ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ବିର୍ସା ମୁଣ୍ଡା ଭାରତର ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଇତିହାସରେ ବିଖ୍ୟାତ। ଊନବିଂଶ ଶତାବ୍ଦୀରେ ଭାରତରେ ଇଂରେଜ ଶାସନ କାଳରେ ବିର୍ସା ବିହାର ଓ ଝାଡ଼ଖଣ୍ଡ ଅଞ୍ଚଳର ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ଏକାଠି କରି ଏକ ବଡ଼ ଧରଣର ବିପ୍ଲବ ଆରମ୍ଭ କରିଥିଲେ । ୨୫ ବର୍ଷ ବୟସର ହେବା ବେଳକୁ ଭାରତର ସ୍ୱାଧୀନତା ସଂଗ୍ରାମର ଇତିହାସରେ ସେ ଏକ ନୂତନ ଫର୍ଦ୍ଦ ଯୋଡ଼ିସାରିଥିଲେ । ସେ ନିଜ ଗାଁ ଏବଂ ଆଖପାଖ ଅଞ୍ଚଳର ଯୁବକ ମାନଙ୍କୁ ଇଂରେଜ ସରକାରଙ୍କ ବିରୋଧରେ ଲଢ଼ିବାକୁ ସଂଗଠିତ କରିପାରିଥିଲେ।
ସୁଖନା ହ୍ରଦ ଭାରତୀୟ ରାଜ୍ୟ ହରିୟଣାର ଚଣ୍ଡିଗଡଠାରେ ଅବସ୍ଥିତ ଏକ ଜଳାଶୟ । ଏହା ହିମାଳୟ ପର୍ବତ ସାନୁହର ପାଦ ଦେଶରେ ରହିଛି । ତେବେ ଏହା ଏକ ବର୍ଷାଜଳ ଗ୍ରହନକାରୀ ହ୍ରଦ ଓ ଏହାର ଆୟତନ 3 ବର୍ଗ କିଲୋମିଟର । ଏହାକୁ 1958 ମସିହାରେ ସୁଖନା ଜୋର ନାମକ ନାଳରେ ଡେମ ନିର୍ମାଣ କରି ଦ୍ରୁଷ୍ଟି କରାଯାଇଥିଲା । ଏହାର ଜଳ ଧାରଣ ଅଞ୍ଚଳରୁ ବହୁପରିମାଣର ପଟୁ ମାଟି ଆସୁଥିବାରୁ ଏହା ଉପରସ୍ଥ 24.42 ବର୍ଗ କିଲୋମିଟର ଅଞ୍ଚଳକୁ ଅଧିଗ୍ରହଣ କରାଯାଇ ସେଠାରେ ଜଙ୍ଗଲ ସୃଷ୍ଟି କରାଯାଇ ଭୂମି ସ୍ଖଳନକୁ ରୋକା ଯାଇଥିଲା । ବର୍ତମାନ ସୁଖନା ନାଳ ଏହି ହ୍ରଦରେ ନ ପଡି ଅନନ୍ୟ ଦିଗରେ ଯାଉଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ବାଲିଯାତ୍ରା (ଡ଼ଙ୍ଗାଭସା ବା ବୋଇତ ବନ୍ଦାଣ ନାମରେ ମଧ୍ୟ ଜଣା)ଏକ ଓଡ଼ିଆ ପର୍ବ । ବାଲିଯାତ୍ରା ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟର ଯାତ୍ରା । ବାଲିଯାତ୍ରା ଏପରି ଏକ ଗଣମହୋତ୍ସବ ଯାହା ଓଡ୍ର, କଳିଙ୍ଗ, ଉତ୍କଳ, ତୋଷାଳୀ, କଙ୍ଗୋଦ ଓ କୋଶଳର ସମନ୍ୱୟଭିତ୍ତିକ ଯାତ୍ରା । ଆଧୁନିକ ଓଡ଼ିଶା ଉପରୋକ୍ତ ରାଷ୍ଟ୍ରଗୁଡିକର ପରିବର୍ତ୍ତିତ ରୂପ । ଏହି ଯାତ୍ରା (ଅକ୍ଟୋବର-ନଭେମ୍ବର) କାର୍ତ୍ତିକ ମାସର ପୂର୍ଣ୍ଣିମାଠାରୁ ଆରମ୍ଭ ହୋଇଥାଏ । ଆଗ କାଳରେ ସାଧବପୁଅମାନେ ନିଜ ବୋଇତରେ ଜାଭା, ବାଲି, ସୁମାତ୍ରା,ବୋର୍ଣ୍ଣିଓ (ଏବେକାର ଇଣ୍ଡୋନେସିଆ) ଆଦି ସ୍ଥାନକୁ ବେପାର ବଣିଜ କରିବାକୁ ଯାଉଥିଲେ ଯାହାର ସ୍ମୃତିରେ ଉପକୂଳ ଅଞ୍ଚଳମାନଙ୍କରେ ବାଲିଯାତ୍ରାର ଆୟୋଜନ କରାଯାଇଥାଏ ।ଓଡ଼ିଶାର କଟକ ସହରରେ ବୋଇତ ବନ୍ଦାଣ ବା ବାଲିଯାତ୍ରାର ମହାସମାଗମ ହୋଇଥାଏ । କାର୍ତ୍ତିକ ପୂର୍ଣ୍ଣିମା ଦିନ ଓଡ଼ିଆମାନେ ଆକାମାବୈ ଗୀତ ବୋଲି ଡଙ୍ଗା ଭସାଇଥାନ୍ତି ଓ ଓଡ଼ିଶାର ଏହି ଅତୀତର ଇତିହାସକୁ ମନେପକାଇଥାନ୍ତି । ଏହି ସମୟକୁ ସାଧବମାନେ ବେପାର-ବଣିଜ ପାଇଁ ପ୍ରକୃଷ୍ଟ ସମୟ ଭାବୁଥିଲେ କାରଣ ପବନର ଗତି ସେମାନଙ୍କ ଯାତ୍ରାକୁ ସହଜ କରୁଥିଲା । କଟକଠାରେ ବାଲିଯାତ୍ରା ପ୍ରତି ବର୍ଷ ଗଡ଼ଗଡ଼ିଆ ଘାଟ ଓ ବାରବାଟି ଦୁର୍ଗ ନିକଟରେ ଅନୁଷ୍ଠିତ ହୋଇଥାଏ। ଏଠାକୁ ଓଡ଼ିଶା ଓ ଦେଶର ବିଭିନ୍ନ ପ୍ରାନ୍ତରୁ ଅନେକ ବ୍ୟବସାୟୀ ଆସିଥାନ୍ତି । ଦେଶର ବିଭିନ୍ନ ପ୍ରାନ୍ତର ହସ୍ତ-ଶିଳ୍ପ ଦେଖିବାକୁ ମିଳିଥାଏ । ବାଲିଯାତ୍ରାରେ କଟକ ପ୍ରସିଦ୍ଧ ଦହିବରା-ଆଳୁଦମ ଓ ଠୁଙ୍କାପୁରି ଇତ୍ୟାଦି ଖାଦ୍ୟ ବହୁସ୍ଥାନରେ ବିକ୍ରିହୁଏ |
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଜଗନ୍ନାଥ ମନ୍ଦିର (ବଡ଼଼଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼଼଼ଦେଉଳ ଏବଂ ବଡ଼଼଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭା ଦ୍ବାରା ନିର୍ମିତ) । ଏହା ଲୋକଙ୍କ ଦ୍ବାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ଇନ୍ଦିରା ପ୍ରିୟଦର୍ଶିନୀ ଗାନ୍ଧୀ, ଭାରତର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଥିଲେ । ପ୍ରଧାନମନ୍ତ୍ରୀ ଭାବେ ୧୯୬୬ରୁ ୧୯୭୭ ଯାଏଁ ଏବଂ ପରେ ୧୯୮୦ରୁ ୧୯୮୪ (ଇନ୍ଦିରା ଗାନ୍ଧୀଙ୍କ ହତ୍ୟା) ପର୍ଯ୍ୟନ୍ତ ସର୍ବାଧିକ ଦିନ ଦେଶର ସେବା କରିବାରେ ସେ ହେଉଛନ୍ତି ଦ୍ୱିତୀୟ ଭାରତୀୟ ପ୍ରଧାନମନ୍ତ୍ରୀ । ଇନ୍ଦିରା ଗାନ୍ଧୀ ଭାରତର ପ୍ରଥମ ପ୍ରଧାନ ମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ଏକମାତ୍ର ସନ୍ତାନ । ୧୯୫୯ ମସିହାରେ ଭାରତୀୟ ଜାତୀୟ କଂଗ୍ରେସର ସଭାପତି ଭାବେ ନିର୍ବାଚିତ ହୋଇ ସେ ତାଙ୍କର ରାଜନୈତିକ ଜୀବନ ଆରମ୍ଭ କରିଥିଲେ । ୧୯୬୪ରେ ପିତାଙ୍କ ମୃତ୍ୟୁ ପରେ ପ୍ରଧାନ ମନ୍ତ୍ରୀ ପଦପାଇଁ ଦୌଡରେ ସାମିଲ ହେବାକୁ ମନାକରି ଲାଲ ବାହାଦୁର ଶାସ୍ତ୍ରୀଙ୍କ ମନ୍ତ୍ରୀମଣ୍ଡଳରେ ଜଣେ କ୍ୟାବିନେଟ ମନ୍ତ୍ରୀଭାବେ ଯୋଗ ଦେଇଥିଲେ । ଶାସ୍ତ୍ରୀଙ୍କ ମୃତ୍ୟୁପରେ, ୧୯୬୬ରେ ଅନୁଷ୍ଠିତ ସାଧାରଣ ନିର୍ବାଚନରେ ସେ ତାଙ୍କ ବିରୋଧୀ ପ୍ରାର୍ଥୀ ମୋରାରଜୀ ଦେଶାଇଙ୍କୁ ପରାସ୍ତ କରି ଭାରତର ପ୍ରଧାନ ମନ୍ତ୍ରୀ ଭାବେ ନିର୍ବାଚିତ ହେଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ମା’ ଶାରଳାଙ୍କ ମନ୍ଦିର ଓଡ଼ିଶା ରାଜ୍ୟର ଜଗତସିଂହପୁର ଜିଲ୍ଲାରେ ଅବସ୍ଥିତ । ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଲିଖିତ ଜଗନ୍ନାଥ ମନ୍ଦିର ଓ ଜଗନ୍ନାଥ ବହିରେ ସପ୍ତମ ପରିଚ୍ଛେଦରେ ଲିଖିତ ଅଛି - ରତ୍ନଗିରି ଦକ୍ଷିଣକୁ ସିଧାସଳଖ ପ୍ରାୟ ୨୦ ମାଇଲ ଦୂରରେ ପ୍ରସିଦ୍ଧ ତିର୍ତ୍ତୋଳ ଭୂବନ୍ଦର । ଏହାକୁ ହୁଏନସାଂ ଚେଲିତାଲେ କହିଛନ୍ତି । ତିରିତୋଳର ବର୍ତ୍ତମାନ ନାମ ତିର୍ତ୍ତୋଲ । ଏହା ନିକଟରେ ଥିବା ଝଙ୍କଡ଼ଠାରେ ଦେବୀ ସାରଳାଙ୍କ ପୀଠ। ସାରଳା ମହାଭାରତରେ ଏହି ଝଙ୍କଡ଼କୁ ଜଙ୍ଗେର ବା ଜଙ୍ଗେରପୁର କୁହାହୋଇଛି । ପୂର୍ବେ ପୂର୍ବଭାରତର ପ୍ରସିଦ୍ଧ ବନ୍ଦର ଚେଳିତାଳୋ ଥିବା ଯୋଗୁଁ ସେହି ଅଞ୍ଚଳରେ ଯକ୍ଷ ବା ଜଙ୍ଖମାନେ ରହିବା ସ୍ୱାଭାବିକ। ତେଣୁ ଜଙ୍ଖମାନେ ରହୁଥିବା ଅଞ୍ଚଳକୁ ଜଙ୍ଖେରପୁର କୁହାଯାଉଥିବା ସମ୍ଭବ। ସେତେବେଳେ ବୃଦ୍ଧା ଏବଂ ଚନ୍ଦ୍ରଭାଗା ଦୁଇଟି ନଦୀ ସାରଳା ଠାକୁରାଣୀଙ୍କ ବିଜେସ୍ଥଳୀର ଉତ୍ତର ଦକ୍ଷିଣରେ ପ୍ରବାହିତ ହୋଇ ସମୁଦ୍ରରେ ମିଶିଥିଲେ । ବର୍ତ୍ତମାନ ସେହି ବୃଦ୍ଧନଦୀ ବୁଢ଼ାନଈ ନାମରେ ନାମିତ । ସାରଳା ଦାସ ବୃଦ୍ଧନଦୀକୁ ବୁଧମାତା ନାମେ ନଦୀ’ବର୍ଣ୍ଣନା କରିଛନ୍ତି । ସାରଳା ଦାସ ତାଙ୍କ ପୁରାଣରେ ଶାରୋଳ ଗ୍ରାମରେ ସାରଳାପୀଠ ଅବସ୍ଥିତ ବୋଲି କହିଛନ୍ତି । ବର୍ତ୍ତମାନ ଝଙ୍କଡ଼ ପ୍ରଗଣାରେ ବଡ଼ ଶାରୋଳ ଓ ସାନ ଶାରୋଳ ନାମରେ ଦୁଇଟି ଗ୍ରାମ ଅଛି । ସେହି ଗ୍ରାମ ନିକଟରେ ପୂର୍ବେ ସାରଳା ଠାକୁରାଣୀଙ୍କ ମନ୍ଦିର ଥିଲା ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଦ୍ରୌପଦୀ ମୁର୍ମୁ (ଜନ୍ମ: ୨୦ ଜୁନ ୧୯୫୮) ଜଣେ ଭାରତୀୟ ରାଜନୀତିଜ୍ଞା ଓ ଭାରତର ୧୫ତମ ତଥା ବର୍ତ୍ତମାନର ରାଷ୍ଟ୍ରପତି । ଭାରତର ରାଷ୍ଟ୍ରପତି ହେବାରେ ସେ ପ୍ରଥମ ଆଦିବାସୀ । ସେ ଭାରତୀୟ ଜନତା ପାର୍ଟିର ଦଳୀୟ ପ୍ରାର୍ଥୀ ଭାବେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରୁ ଦୁଇଥର (୨୦୦୦ ଏବଂ ୨୦୦୪ରେ) ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ଝାଡ଼ଖଣ୍ଡର ରାଜ୍ୟପାଳ (୨୦୧୫-୨୦୨୧) ଭାବରେ କାର୍ଯ୍ୟ କରିଥିଲେ । ବିଜୁ ଜନତା ଦଳ ଏବଂ ଭାରତୀୟ ଜନତା ପାର୍ଟିର ସଂଯୁକ୍ତ ଶାସନ ବେଳେ ସେ ବାଣିଜ୍ୟ ଏବଂ ଗମନାଗମନ ବିଭାଗର ସ୍ୱାଧୀନ ମନ୍ତ୍ରୀ ଭାବେ ୨୦୦୦ ମାର୍ଚ୍ଚ ୬ରୁ ୨୦୦୨ ଅଗଷ୍ଟ ୬ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ ଏବଂ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗରେ ମନ୍ତ୍ରୀ ଭାବେ ୨୦୦୨ ଅଗଷ୍ଟ ୬ରୁ ୨୦୦୪ ମଇ ୧୬ ପର୍ଯ୍ୟନ୍ତ କାର୍ଯ୍ୟକରିଥିଲେ ।
କବିସୂର୍ଯ୍ୟ ବଳଦେବ ରଥ (୧୭୮୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୮୯ ମସିହାରେ ଗଞ୍ଜାମ ଜିଲ୍ଲା ବଡ଼ଖେମୁଣ୍ଡି ଗଡ଼ରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ପ୍ରାଣତ୍ୟାଗ କରିଥିଲେ ।
ବରାହମିହିର (ସନ ୫୦୫- ସନ ୫୮୭) ହେଉଛନ୍ତି ଜଣେ ମହାନ୍ ଭାରତୀୟ ଗଣିତଜ୍ଞ, ଜ୍ୟୋତିର୍ବିଦ ଓ ଖଗୋଳ ବିଜ୍ଞାନୀ। ସେ କେବଳ ବରାହ ବା ମିହିର ଭାବେ ମଧ୍ୟ ପରିଚିତ। ତାଙ୍କର ଜନ୍ମ ଉଜ୍ଜୟିନୀରେ ହୋଇଥିଲା ।ପିତା ଆଦିତ୍ୟଦାସଙ୍କଠାରୁ ପାରମ୍ପାରିକ ଗଣିତ ଏବଂ ଜ୍ୟୋତିଷ ଶାସ୍ତ୍ର ଅଧ୍ୟୟନ କରି ସେଥିରେ ଅନେକ ସଂସ୍କାର ଆଣିଥିଲେ। ଗୁପ୍ତ ସାମ୍ରାଜ୍ୟର ବିକ୍ରମାଦିତ୍ୟ(ଚନ୍ଦ୍ରଗୁପ୍ତ-୨ୟ)ଙ୍କ ରାଜସଭାରେ ସେ ନବରତ୍ନଙ୍କ ମଧ୍ୟରେ ସ୍ଥାନ ପାଇଥିଲେ।
ଆଲାହାବାଦକୁ ଇଲ୍ଲାହାବାଦ, ପ୍ରୟାଗ ଏବଂ ସରକାରୀ ଭାବେ ପ୍ରୟାଗରାଜ ନାମରେ ମଧ୍ୟ ଜଣାଯାଏ । ଏହା ଉତ୍ତର ପ୍ରଦେଶ ରାଜ୍ୟର ଏକ ପ୍ରମୁଖ ସହର ଓ ବାଣିଜ୍ୟ କେନ୍ଦ୍ର ଅଟେ । ଏହା ମଧ୍ୟ ଆଲାହାବାଦ ଜିଲ୍ଲାର ସଦର ମହକୁମା। ଆଲାହାବାଦକୁ ପ୍ରଧାନମନ୍ତ୍ରୀର ସହର ବୋଲି ମଧ୍ୟ କୁହାଯାଏ, କାରଣ ସ୍ୱାଧୀନତା ପରବର୍ତ୍ତୀ ଭାରତର ୧୩ ଜଣ ପ୍ରଧାନ ମନ୍ତ୍ରୀଙ୍କ ମଧ୍ୟରୁ ସାତ ଜଣ ଆଲାହାବାଦଠାରେ ଜନ୍ମ ଗ୍ରହଣ କରିଛନ୍ତି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ରାମେଶ୍ୱରୀ ନେହରୁ (ଆଗରୁ ରାମେଶ୍ୱରୀ ରାଏନା; ୧୮୮୬–୧୯୬୬) ଜଣେ ଭାରତୀୟ ସମାଜସେବୀ । ସେ ଗରିବ ଲୋକ ଓ ମହିଳାଙ୍କ କଲ୍ୟାଣ କାମ କାରୁଥିଲେ । ୧୯୦୨ ମସିହାରେ, ସେ ବ୍ରିଜଲାଲ ନେହରୁଙ୍କୁ ବିବାହ କରିଥିଲେ । ବ୍ରିଜଲାଲ, ମୋତିଲାଲ ନେହେରୁଙ୍କ ପୁତୁରା ଓ ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ବଡ଼ବାପା ପୁଅ ଭାଇ ଥିଲେ । ରାମେଶ୍ୱରୀଙ୍କ ପୁତ୍ର ବ୍ରଜ କୁମାର ନେହରୁ ଜଣେ ଭାରତୀୟ ବେସାମରିକ କର୍ମଚାରୀ ଥିଲେ ଓ ସେ ବିଭିନ୍ନ ରାଜ୍ୟର ରାଜ୍ୟପାଳ ଭାବେ କାର୍ଯ୍ୟ କରିଛନ୍ତି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ରଓଶନ ଆରା (୩ ଅଗଷ୍ଟ ୧୯୪୦ – ୨୪ ଜୁନ ୨୦୧୦), ଜଣେ ବଙ୍ଗଳାଦେଶୀ ଚଳଚ୍ଚିତ୍ର ଅଭିନେତ୍ରୀ ଥିଲେ । ଚଳଚ୍ଚିତ୍ରରେ ଯୋଗଦେବା ପୂର୍ବରୁ ସେ ବୃତ୍ତିଗତ ଭାବରେ ଡାକ୍ତର ଥିଲେ । କବି ବନ୍ଦେ ଅଲ୍ଲୀ ମିଆ ତାଙ୍କ ସମ୍ପର୍କୀୟ ଏବଂ ତାଙ୍କ ଭାଉଜ ସୁଚିତ୍ରା ସେନ ଜଣେ ଜଣାଶୁଣା କଥାଚିତ୍ର ଅଭିନେତ୍ରୀ, ଯିଏକି ତାଙ୍କର ତାଙ୍କର ପିଲାଦିନର ବନ୍ଧୁ ମଧ୍ୟ ଥିଲେ ଓ ସ୍କୁଲ ଜୀବନର ସହପାଠୀ ମଧ୍ୟ ଥିଲେ । ୧୯୫୯ ମସିହାରେ ସେ ଅଭିନୟ କରିବା ଆରମ୍ଭ କରିଥଲେ । ତାଙ୍କ ଅଭିନୀତ ପ୍ରଥମ କଥାଚିତ୍ର ଥିଲା ମାଟିର ପାହାଡ଼ ।
ହୃଦ୍ଘାତ (ଇଂରାଜୀରେ ମାୟୋକାର୍ଡ଼ିଆଲ ଇନଫାର୍କସନ ବା ଏମ.ଆଇ. ଅଥବା ଆକ୍ୟୁଟ ମାୟୋକାର୍ଡ଼ିଆଲ ଇନଫାର୍କସନ ବା ଏ.ଏମ.ଆଇ., ବା ହାର୍ଟ ଆଟାକ୍ ଯଥାକ୍ରମେ Myocardial infarction (MI) or acute myocardial infarction (AMI), commonly known as a heart attack), ରୋଗ ହୁଏ ଯେତେବେଳେ ହୃତ୍ପିଣ୍ଡର ଗୋଟିଏ ଅଂଶକୁ ରକ୍ତ ସରବରାହ ବନ୍ଦ ହୋଇ ସେହି ସ୍ଥାନର ହୃତ୍ପିଣ୍ଡ ମାଂସପେଶୀ ମରିଯାଆନ୍ତି । ଏହାର ଅତି ସାଧାରଣ ଲକ୍ଷଣ: ଛାତି ଯନ୍ତ୍ରଣା ବା ଛାତି ବେଆରାମ ଯାହା କାନ୍ଧ, ବାହୁ, ପିଠି ଓ ହନୁ ହାଡ଼ ଆଡ଼କୁ ମାଡ଼ିଯାଏ । ଅଧିକାଂଶ ସମୟରେ ଏହି କଷ୍ଟ ଛାତି ମଝିରେ ବା ବାମ ପାଖରେ ହୁଏ ଓ କିଛି ମିନିଟରୁ ଅଧିକ ସମୟ ଧରି ରହେ । ଅନେକ ସମୟରେ ଏହା ଛାତି ଜ୍ୱଳନ ଭଳି ଲାଗେ । ଅନ୍ୟ ଲକ୍ଷଣ ମଧ୍ୟରେ ଛୋଟ ଶ୍ୱାସକ୍ରିୟା, ଓକାଳ, ଅଚେତ ଅନୁଭବ, ଥଣ୍ଡା ଝାଳ ଓ ଥକ୍କା ଲାଗିବା ଭଳି ଲାଗେ । ପ୍ରାୟ ୩୦ % ଲୋକଙ୍କର ଅସ୍ୱାଭାବିକ ଲକ୍ଷଣ ଥାଏ, ପୁରୁଷଙ୍କର ମହିଳାଙ୍କ ଅପେକ୍ଷା ଅଧିକ ଅସ୍ୱାଭାବିକ ଲକ୍ଷଣ ଦେଖାଯାଏ । ୭୫ ବର୍ଷରୁ ଉର୍ଦ୍ଧ୍ୱ ଲୋକଙ୍କ ମଧ୍ୟରୁ ୫ % ଲୋକଙ୍କର ସାମାନ୍ୟ ବା କୌଣସି ଲକ୍ଷଣ ନ ଥାଏ । ହୃଦ୍ଘାତ ଫଳରେ ହୃଦ୍ପାତ (heart failure), ଅନିୟମିତ ହୃତ ସ୍ପନ୍ଦନ ବା ହୃଦ୍ରୋଧ (cardiac arrest) ହୋଇପାରେ । ଅଧିକାଂଶ ହୃଦ୍ଘାତ କରୋନାରୀ ଧମନୀ ରୋଗ ଯୋଗୁ ହୁଏ । ସଙ୍କଟ ଦାୟକ ଅବସ୍ଥା ମଧ୍ୟରେ ଉଚ୍ଚ ରକ୍ତଚାପ, ଧୂମ୍ରପାନ, ଡାଏବେଟିସ ମେଲିଟସ, ବ୍ୟାୟାମ ଅଭାବ, ମୋଟାପଣ, ରକ୍ତରେ ଅଧିକ କୋଲେଷ୍ଟ୍ରଲ୍, ଦରିଦ୍ର ଖାଦ୍ୟ ଓ ଅତ୍ୟଧିକ ମଦ୍ୟପାନ ମୂଖ୍ୟ ଅଟେ । ରକ୍ତନଳୀରେ ଜମିଥିବା ଆଥେରୋସ୍କ୍ଲେରୋଟିକ ପ୍ଲେକ ଭାଙ୍ଗିଯାଇ କରୋନାରୀ ଧମନୀକୁ ସମ୍ପୁର୍ଣ୍ଣ ବନ୍ଦ କରିଦେଲେ ଏହି ରୋଗ ହୁଏ । କ୍ୱଚିତ, କୋକେନ ଖାଇବା ଯୋଗୁ, ମାନସିକ ଚାପ ଯୋଗୁ ଓ ଅତ୍ୟଧିକ ଥଣ୍ଡା ଯୋଗୁ, କରୋନାରି ଧମନୀର ସ୍ପାଜ୍ମ ହୋଇ ଏମ.ଆଇ. ରୋଗ ହୁଏ । ଇସିଜି, ରକ୍ତ ପରୀକ୍ଷା ଓ କରୋନାରୀ ଆଞ୍ଜିଓଗ୍ରାମ ସାହାଯ୍ୟରେ ରୋଗ ନିର୍ଣ୍ଣୟ କରାଯାଏ । ଏସଟି ଉତ୍ଥାନ ଇସିଜି ସାହାଯ୍ୟରେ ଜଣାପଡ଼ିଲେ ଏମ ଆଇ ରୋଗ ନିଶ୍ଚିତ କରାଯାଏ । ସାଧାରଣତଃ ଟ୍ରୋପୋନିନ ଓ ବେଳେ ବେଳେ କ୍ରିଏଟିନ କାଇନେଜ ଏମ.ବି.
ନଈ ସେପାରୀ କନକ ଗୋରୀ, ୨୦୧୩ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଅଜୟ ମହାନ୍ତି । ଅନନ୍ୟା ଚଳଚ୍ଚିତ୍ର ପ୍ରଯୋଜନା ସଂସ୍ଥା ଅଧିନରେ ଏହି ଚଳଚ୍ଚିତ୍ରଟିର ନିର୍ମାଣ କରାଯାଇଥିଲା । ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ ଅଜୟ ମହାନ୍ତି ଏବଂ ସଂଳାପ ରଚନା କରିଥିଲେ ଦେବ ପ୍ରସାଦ ଦାସ । ପଙ୍କଜ ପାଢ଼ୀ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।
ଶାନ୍ତନୁ ଆଚାର୍ଯ୍ୟ (ଜନ୍ମ: ୧୫ ମଇ ୧୯୩୩) ଜଣେ ଓଡ଼ିଆ ଗାଳ୍ପିକ, ଔପନ୍ୟାସିକ ଓ ଶିଶୁ ସାହିତ୍ୟିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ । ଶାନ୍ତନୁ ପ୍ରଥମେ ସମ୍ବଲପୁରର ଓରିଏଣ୍ଟ କାଗଜ କଳରେ କେମିଷ୍ଟ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହେବା ପରେ ୧୯୫୮ ମସିହା ଜାନୁଆରୀ ୩ତାରିଖରେ ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ, ପାରଳାଖେମୁଣ୍ଡିର ରସାୟନ ବିଭାଗରେ ଅଧ୍ୟାପକ ଭାବେ ଯୋଗ ଦେଇଥିଲେ । ତା'ଙ୍କ ସହ ସେହି ଦିନ ମହାପାତ୍ର ନୀଳମଣି ସାହୁ ମଧ୍ୟ ଓଡ଼ିଆ ବିଭାଗର ଅଧ୍ୟାପକ ଭାବେ ସେହି ମହାବିଦ୍ୟାଳୟରେ କାର୍ଯ୍ୟାରମ୍ଭ କରିଥିଲେ ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରାଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଓଡ଼ିଶା ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବିମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଲତା ଘୋଷ (୧୧ ଜାନୁଆରୀ ୧୯୩୫୫ – ୦୯ ନଭେମ୍ବର ୨୦୨୨) ଜଣେ ଓଡ଼ିଆ କଣ୍ଠଶିଳ୍ପୀ ଥିଲେ । ସେ ଓଡ଼ିଶୀ, ଛାନ୍ଦ, ଚମ୍ପୂ, ଭଜନ, ଜଣାଣ, ଆଧୁନିକ ଓ ପଲ୍ଲୀ ଗୀତ ଆଦି ଗାୟନ କରୁଥିଲେ । ୧୯୭୫ ମସିହାରୁ ଆକାଶବାଣୀ ଓ ଦୂରଦର୍ଶନର ଜଣେ ସ୍ୱୀକୃତିପ୍ରାପ୍ତ କଳାକାର ଭାବେ ମାନ୍ୟତା ପାଇଥିଲେ । ସେ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରରେ ମଧ୍ୟ ଅଧ୍ୟାପନା କରୁଥିଲେ । ୨୦୧୫ ମସିହାରେ ଓଡ଼ିଶୀ କଣ୍ଠ ସଙ୍ଗୀତ ପାଇଁ ତାଙ୍କୁ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମି ପୁରସ୍କାର ପ୍ରଦାନ କରାଯାଇଥିଲା ।
କ୍ଳେପ୍ଟୋମାନିଆ: ନିଜର କୌଣସି ବ୍ୟକ୍ତିଗତ ବ୍ୟବହାର ବା ଅର୍ଥନୈତିକ ଲାଭ ନ ଥାଇ ଚୋରୀ କରିବାର ଅଦମନୀୟ ଇଚ୍ଛାକୁ କ୍ଳେପ୍ଟୋମାନିଆ କହନ୍ତି । ଏହି ରୋଗ ପ୍ରଥମେ ୧୮୧୬ ମସିହାରେ ବର୍ଣ୍ଣନା କରାଯାଇଥିଲା ଓ ମାନସିକ ବିକାର ବିଜ୍ଞାନରେ ଏହାକୁ ରିପୁ ପ୍ରଭାବ ଦମନ ଅନିୟମ (impulse control disorder) କୁହାଯାଏ । ପୁନଃପୌନିକ ଅନାହୁତ ଦଖଲ ଓ ଚୋରୀ କରିବାର ଅଦମନୀୟ ପ୍ରବୃତ୍ତିର ଚାପ ଚୋରୀ କରିବା ପରେ ଚାପ ମୁକ୍ତ ହେବା ଯୋଗୁ ଏହି ରୋଗ ଅବଶେଷିଭ ସ୍ପେକ୍ତ୍ରମ ଡିଜଅର୍ଡର ରୋଗ ସମ୍ଭାବନା ଥାଏ ।ଅନେକ ସମୟରେ ଏହି ରୋଗ ସଠିକ ଭାବେ ନିର୍ଣ୍ଣୟ ହୋଇପାରେ ନାହିଁ ଓ ଅନ୍ୟାନ୍ୟ ମାନସିକ ରୋଗ ଯଥା ଉଦବେଗ, ମଦ୍ୟପାନର ଫଳ ହିସାବରେ ଭୁଲ କ୍ରମେ ନିର୍ଣ୍ଣୟ କରାଯାଏ । ଏହି କାରଣ ଯୋଗୁ ଏହି ରୋଗକୁ ଅନ୍ୟ ରୋଗ ଭଳି ଭୁଲରେ ଚିକିତ୍ସା କରାଯାଏ ।
ଶ୍ରୀ ସତ୍ୟ ସାଇ ବାବା (ତେଲୁଗୁ: సత్య సాయిబాబా) (ଜନ୍ମ: ୨୩ ନଭେମ୍ବର ୧୯୨୬ ; ମୃତ୍ୟୁ: ୨୪ ଅପ୍ରେଲ ୨୦୧୧), ଶ୍ରୀ ସତ୍ୟ ସାଇ ବାବା (ଜନ୍ମ ନାମ - ସତ୍ୟ ନାରାୟଣ ରାଜୁ) ୨୩ ନଭେମ୍ବର ୧୯୨୬ ତାରିଖରେ ଆନ୍ଧ୍ର ପ୍ରଦେଶ ରାଜ୍ୟର ପୁଟ୍ଟପର୍ତି ଗ୍ରାମରେ ଜନ୍ମ ନେଇଥିଲେ । ବିଶ୍ୱ ସାରା ତାଙ୍କର ବହୁତ ଭକ୍ତ ଅଛନ୍ତି । ଭକ୍ତମାନେ ବାବାଙ୍କୁ ଶ୍ରୀ ସିରଡ଼ି ସାଈ ବାବାଙ୍କ ଅବତାର ମାନନ୍ତି । ବାବା ୨୪ ଅପ୍ରେଲ ୨୦୧୧ ତାରିଖରେ ଦେହତ୍ୟାଗ କରିଥିଲେ ।
ଋତୁବନ୍ଦ (ଇଂରାଜୀରେ Menopause, ବା climacteric) ମହିଳାମାନଙ୍କ ଜୀବନରେ ଏପରି ଏକ ସମୟର ନାମ ଯେଉଁ ସମୟରେ ପ୍ରାକୃତିକ ଭାବରେ ଋତୁଚକ୍ର ସବୁଦିନ ପାଇଁ ବନ୍ଦ ହୋଇଯାଏ ଓ ସେମାନଙ୍କ ଗର୍ଭାଧାନ କ୍ଷମତା ନଷ୍ଟ ହୋଇଯାଏ । ଏହି ଅବସ୍ଥା ୪୫ରୁ ୫୫ ବର୍ଷ ବୟସରେ ହୁଏ । ଡାକ୍ତରୀ ବିଦ୍ୟା ଅନୁସାରେ ଜଣେ ମହିଳାଙ୍କର ଏକ ବର୍ଷ ଧରି ଯୋନୀପଥରୁ ଋତୁସ୍ରାବ ନ ହେଲେ ଋତୁବନ୍ଦ କୁହାଯାଏ । ଡିମ୍ବାଶୟରୁ (ovary) ହରମୋନ କ୍ଷରଣ କମିଯିବା ଅବସ୍ଥାକୁ ମଧ୍ୟ ଏହି ସଂଜ୍ଞାର ଅନର୍ଭୁକ୍ତ କରାଯାଏ । ଅପରେଶନ କରି ଡିମ୍ବାଶୟ ରଖି ଜରାୟୁ ଉଚ୍ଛେଦନ କଲା ମାତ୍ରେ ବା ହରମୋନ କ୍ଷରଣ ସ୍ତର କମିଗଲେ ମଧ୍ୟ ଋତୁବନ୍ଦ ହୁଏ । ଜରାୟୁ ରଚ୍ଛେଦନ ପରେ ପ୍ରାୟ ୪୫ ବର୍ଷ ବୟସରେ ଲକ୍ଷଣ ଦେଖାଯାଏ । ଋତୁବନ୍ଦ ପୂର୍ବରୁ ଋତୁଚକ୍ର ଅନିୟମିତ ହୋଇଯାଏ, ବେଶୀ ବା କମ ସମୟର ହୋଇପାରେ କିମ୍ବା ସ୍ୱଳ୍ପ ବା ଅଧିକ ଋତୁସ୍ରାବ ହୋଇପାରେ । ଏହି ସମୟ ମଧ୍ୟରେ ମହିଳାମାନେ ହଠାତ ଗରମ ଅନୁଭବ କରନ୍ତି, ଦୃତ ହୃଦଗତି ହୁଏ, କମ୍ପ ହୁଏ, ଚମ ଲାଲ ଦେଖାଯାଏ ଓ ଝାଳ ବୁହେ ଯାହାକୁ ହଟଫ୍ଲାସ କହନ୍ତି; ଏହା ୩୦ ସେକଣ୍ଡରୁ ୧ ମିନିଟ ପର୍ଯ୍ୟନ୍ତ ରହେ । ହଟଫ୍ଲାସ ବର୍ଷେ ବା ଦୁଇ ବର୍ଷ ପର୍ଯ୍ୟନ୍ତ ହୁଏ । ଅନ୍ୟାନ୍ୟ ଲକ୍ଷଣ ମଧ୍ୟରେ ଯୋନୀପଥ ଶୁଷ୍କ ହୋଇଯାଏ, ଶୋଇବାରେ ଅସୁବିଧା ହୁଏ ଓ ମିଜାଜ ଘଡ଼ି ଘଡ଼ି ବଦଳେ । ବିଭିନ୍ନ ମହିଳାଙ୍କ ମଧ୍ୟରେ ଏହି ଲକ୍ଷଣ ଭିନ୍ନ ଭିନ୍ନ ହୋଇପାରେ । ଅଧିକ ହୃଦରୋଗ ଯୋଗୁ ଏହା ହେବା ବିଶ୍ୱାସ କରାଗଲେ ମଧ୍ୟ ବୟସାଧିକ୍ୟ ଯୋଗୁ ଋତୁବନ୍ଦ ହୁଏ ଓ ଏହାର ଋତୁବନ୍ଦ ସହିତ କୌଣସି ସଳଖ ସମ୍ପର୍କ ନାହିଁ । ଏଣ୍ଡୋମେଟ୍ରିଓସିସ ବା ଯନ୍ତ୍ରଣାପ୍ରଦ ଋତୁସ୍ରାବ ପୂର୍ବରୁ ହେଉଥିଲେ ଋତୁବନ୍ଦ ପରେ ଉପଶମ ହୋଇଯାଏ । ଋତୁବନ୍ଦ ସାଧାରଣତଃ ଏକ ପ୍ରାକୃତିକ ପରିବର୍ତ୍ତନ । ଧୁମପାୟୀଙ୍କର ଏହା ଆଗୁଆ ହୋଇପାରେ । ଡିମ୍ବାଶୟ ଉଚ୍ଛେଦନ ଅପରେଶନ ପରେ ଓ କେତେକ କେମୋଥେରାପି ଦେବା ପରେ ମଧ୍ୟ ଏହା ହୁଏ । ଶରୀର ବିଜ୍ଞାନ ଅନୁସାରେ ଡିମ୍ବାଶୟରୁ ପ୍ରସ୍ତୁତ ହେଉଥିବା ହରମୋନ ଏସ୍ଟ୍ରୋଜେନ ଓ ପ୍ରୋଜେସ୍ଟେରନ ପ୍ରସ୍ତୁତି କମିଗଲେ ଋତୁବନ୍ଦ ହୁଏ । ସ୍ୱାଭାବିକ ଭାବରେ ଋତୁବନ୍ଦ ନିର୍ଣ୍ଣୟ ଆବଶ୍ୟକ ନ ହେଲେ ମଧ୍ୟ ରକ୍ତ ଓ ପରିସ୍ରାରେ ହରମୋନ ସ୍ତର ପରୀକ୍ଷା କରି ଏହା ନିର୍ଣ୍ଣୟ କରାଯାଇପାରେ । ଝିଅର ପ୍ରଥମ ଋତୁସ୍ରାବକୁ ମେନାର୍କି କହନ୍ତି ଓ ଋତୁବନ୍ଦ ଋତୁସ୍ରାବ ବନ୍ଦ ହେବାକୁ କୁହାଯାଏ ଯାହା ଠିକ ତାହାର ଓଲଟା । ଋତୁବନ୍ଦର ଚିକିତ୍ସା ଆବଶ୍ୟକ ହୁଏନି । ଏହା ଯୋଗୁ ହେଉଥିବା କେତେକ ଲକ୍ଷଣର ଚିକିତ୍ସାଦ୍ୱାରା ଉପଶମ ହୁଏ । ହଟଫ୍ଲାସ ହେଉଥିଲେ ଧୁମ୍ରପାନ, କେଫିନ ଓ ମଦ୍ୟପାନ ବର୍ଜନ କରିବାକୁ ଉପଦେଶ ଦିଆଯାଏ । ଥଣ୍ଡା ବଖରାରେ ଫ୍ୟାନ ଲଗେଇ ଶୋଇଲେ ଉପକାର ମିଳେ । ଏହା ନିମନ୍ତେ ମିଳୁଥିବା ଔଷଧମାନଙ୍କରେ ନାମ: ମେନୋପଜାଲ ହରମୋନ ଥେରାପି (ଏମ.ଏଚ.ଟି.), କ୍ଲୋନିଡିନ, ଗାବାପେଣ୍ଟିନ କିମ୍ବା ସିଲେକଟିଭ ସେରୋଟୋନିନ ଅପଟେକ ଇନହିବିଟର । ନିଦ୍ର ହେଉ ନ ଥିଲେ ବ୍ୟାୟାମ କଲେ ଉପକାର ମିଳେ । ଏମ.ଏଚ.ଟି.
ଥିଓଡ଼ୋଲାଇଟ () ଏକ ଅପ୍ଟିକାଲ ଉପକରଣ ଯାହାକି ଭୂସମାନ୍ତର ଏବଂ ଭୂଲମ୍ବ ସମତଳରେ ଥିବା କୌଣସି ଏକ ଦୃଶ୍ୟମାନ ବିନ୍ଦୁ ମଧ୍ୟରେ କୋଣ ମାପିବା ପାଇଁ ବ୍ୟବହାର କରାଯାଏ । ରାସ୍ତାଘାଟ ତିଆରି କିମ୍ବା ଜମି ସର୍ଭେ ସମୟରେ ଏହି ଯନ୍ତ୍ରର ବହୁଳ ବ୍ୟବହାର କରାଯାଇଥାଏ । ଏହାକୁ ଗୋଟିଏ ତ୍ରିପଦ ଷ୍ଟାଣ୍ଡ ଉପରେ ରଖାଯାଇଥାଏ ଏବଂ ଏହାକୁ ଏ ପାଖ ସେପାଖ ବା ଉପର ତଳ କରି ସର୍ଭେ କାମ କରାଯାଏ । ରାସ୍ତାଟି ଗୋଟିଏ ଦିଗକୁ କେତେ ବେଙ୍କଇ ଯାଇଥାଏ, କେତେ ଉଠାଣି ବା ଗଡ଼ାଣି ହୋଇଥାଏ ତାହା ଏହା ସାହାଯ୍ୟରେ ଜଣାପଡ଼େ । ଟନେଲ ତିଆରି, ସିଭିଲ୍ ଇଞ୍ଜିନିୟରିଂ କାମରେ ମଧ୍ୟ ଏହାର ଆବଶ୍ୟକ ହୁଏ । ଜ୍ୟୋତିର୍ବିଜ୍ଞାନୀମାନେ ଏହାକୁ ବ୍ୟବହାର କରି ମହାକାଶରେ ରହିଥିବା ଦୁଇ ଗୋଟି ପିଣ୍ଡ ମଧ୍ୟରେ କୋଣ ମାପ କରନ୍ତି । ସେଥିରୁ ସେମାନଙ୍କ ମଧ୍ୟରେ ରହିଥିବା ଦୂରତା ଜଣାପଡ଼େ । ପୃଥିବୀରୁ ଚନ୍ଦ୍ରର ଦୂରତା ବି ଏହା ସାହାଯ୍ୟରେ ମାପ କରାଯାଇପାରେ । ମାନଚିତ୍ର ତିଆରି କରିବା ସମୟରେ ଏହାର ଲୋଡ଼ା ପଡ଼େ । ପୃଥିବୀପୃଷ୍ଠରେ ଅବସ୍ଥିତ ଦୁଇଗୋଟି ସ୍ଥାନ ମଧ୍ୟରେ ଦୂରତା ଓ ଦିଗ ଏହା ସାହାଯ୍ୟରେ ନିରୂପଣ କରାଯାଇଥାଏ । ଦୂରରେ ଥିବା ଅଟ୍ଟାଳିକାଟିର ଥିଓଡ଼ୋଲାଇଟ୍ ଯୋଗେ କୌଣିକ ଉନ୍ନତି ମାପ କରି ତାହାର ଉଚ୍ଚତା ଓ ଦୂରତା ନିର୍ଣ୍ଣୟ କରାଯାଇ ପାରିବ ।ପ୍ରଥମେ ୧୫୭୧ ମସିହାରେ ଇଂରେଜ ଗଣିତଜ୍ଞ ଲିଓନାର୍ଡ଼ ଡିଗେସ୍ ସର୍ଭେ ଉପରେ ଗୋଟିଏ ପୁସ୍ତକ ଲେଖିଥିଲେ । ସେଥିରେ ସେ ଥିଓଡୋଲାଇଟ୍ ଉପରେ ଧାରଣା ଦେଇଥିଲେ । ତେବେ ୧୫୭୬ ମସିହାରେ ଜର୍ମାନୀର ଜୋଶୁଆ ହାବେର୍ମେଲ ପ୍ରଥମେ ଗୋଟିଏ ଥିଓଡୋଲାଇଟ୍ ବାହାର କରିଥିଲେ । ଏହି ଯନ୍ତ୍ରଟିରେ ଅନେକ ପରିବର୍ତ୍ତନ ଆଣିବା ପରେ ଆଧୁନିକ ଥିଓଡୋଲାଇଟ୍ ସମ୍ଭବ ହେଲା । ଏହି ଯନ୍ତ୍ରର ମୁଖ୍ୟ ଅଂଶ ହେଉଛି ଗୋଟିଏ ଟେଲିସ୍କୋପ । ଏହାକୁ ଗୋଟିଏ ଘୂର୍ଣ୍ଣନଶୀଳ ଚକତି ଉପରେ ପ୍ରତିଷ୍ଠା କରାଯାଇଥାଏ । ଏହା ଚକତିଟି ଉଭୟ ଭୂସମାନ୍ତର ଓ ଭୂ-ଲମ୍ବ ଭାବରେ ଘୂରିପାରୁଥାଏ । ଟେଲିସ୍କୋପଟିକୁ ନିର୍ଭୁଲ ଭାବେ ସମତଳ କରି ରଖିବା ପାଇଁ ସ୍ପିରିଟ୍ ଲେବଲ ବ୍ୟବହାର କରାଯାଇଥାଏ । ଥିଓଡୋଲାଇଟ୍ରେ ଦୁଇଗୋଟି ସ୍କେଲ ବ୍ୟବହାର କରାଯାଇଥାଏ । ଗୋଟିଏ ସ୍କେଲ ଭୂଲମ୍ବ କୋଣ ମାପରେ ଲାଗିଥାଏ । ଅନ୍ୟ ସ୍କେଲଟି ଭୂସମାନ୍ତର କୋଣ ମାପ ପାଇଁ ବ୍ୟବହୃତ ହୁଏ । ଟେଲିସ୍କୋପଟିର ଘୂର୍ଣ୍ଣନ ପରିମାଣରୁ ଭୂଲମ୍ବ ଓ ଭୂସମାନ୍ତର କୋଣ ମାପ କରାଯାଇଥାଏ । ଜ୍ୟାମିତିକ ସୂତ୍ର ବ୍ୟବହାର କରି ଏଥିରୁ ଦୂରତା ଓ ଅନ୍ୟାନ୍ୟ ମାପ କରାଯାଏ । ଏହି ଥିଓଡୋଲାଇଟ୍ରେ ଆଲୋକ ରଶ୍ମି ବ୍ୟବହାର କରାଯାଇଥାଏ । ମାତ୍ର ଆଜିକାଲି ଅତ୍ୟାଧୁନିକ ଥିଓଡୋଲାଇଟ୍ରେ ଆଲୋକ ବଦଳରେ ଲେଜର ରଶ୍ମି ବ୍ୟବହାର କରାଯାଉଛି । ଏହା ସାହାଯ୍ୟରେ ଅତି ନିର୍ଭୁଲ ଭାବରେ ଭୂଲମ୍ବ କୋଣ ଓ ସମାନ୍ତରାଳ କୋଣ ମାପ କରାଯାଇଥାଏ । ଏହାକୁ ମୁଖ୍ୟତଃ ରକେଟ ଉତ୍କ୍ଷେପଣ, ପାଣିପାଗ ପର୍ଯ୍ୟବେକ୍ଷଣ କାର୍ଯ୍ୟରେ ବ୍ୟବହାର କରାଯାଇଥାଏ ।
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।
ସନ୍ଥକବି ଭୀମ ଭୋଇ ଭୀମ ଭୋଇ (୧୮୫୦-୧୮୯୫ ) ରେଢ଼ାଖୋଲ ର ମଧୁପୁର ଗ୍ରାମ ରେ ଜନ୍ମ ଗ୍ରହଣ କରିଥିଲେ ।ଭୀମ ଭୋଇ ଜଣେ ଓଡ଼ିଆ କବି ଓ ମହିମା ଧର୍ମର ପ୍ରଚାରକ ଥିଲେ । ତାଙ୍କର ରଚନା ଗୁଡ଼ିକରେ ମାନବ ଧର୍ମ, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରାଯାଇଅଛି । ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତାବଳୀ ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" କବିତା ଅନ୍ୟତମ । ତାଙ୍କ ସମସାମୟିକମାନଙ୍କ କବିତାସବୁ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବିଷୟରେ ହୋଇଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଓ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ପ୍ରଚଳନ ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନ ନିମନ୍ତେ ସେ ଶହଶହ ଛାନ୍ଦ, ଚଉପଦୀ ଓ ଚଉତିଶା ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ବହିଗୁଡ଼ିକ ମଧ୍ୟରେ "ସ୍ତୁତିଚିନ୍ତାମଣି", "ହଲିଆ ଗୀତ", "ଡାଲଖାଈ", "ରସରକେଲି", "ଜାଇଫୁଲ", "ବ୍ରହ୍ମ ନିରୂପଣ ଗୀତା", "ଆଦିଅନ୍ତ ଗୀତା", "ଅଷ୍ଟକ ବିହାରୀ ଗୀତା", "ନିର୍ବେଦ ସାଧନା", "ଶ୍ରୁତିନିଷେଧ ଗୀତା", "ମନୁସଭାମଣ୍ଡଳ", "ଗୃହଧର୍ମ" ଓ "ମହିମାବିନୋଦ" । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ସୁରକ୍ଷିତ । ତାଙ୍କ ରଚିତ ବହିଗୁଡ଼ିକ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ
ଭାରତ ଏକ ସଂଗଠିତ ଗଣରାଜ୍ୟ ଏହା ଅଠେଇସିଟି ରାଜ୍ୟ ଓ ଆଠଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭାଜିତ ହୋଇଛି । ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପୁନର୍ବାର ଜିଲ୍ଲା ଆଦିରେ ଉପବିଭାଜିତ ହୋଇଛନ୍ତି । .
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ରାଜନୀତି ବିଜ୍ଞାନରେ ବିଭିନ୍ନ ଉପବିଭାଗ ରହିଛି ଯଥା ତୁଳନାତ୍ମକ ରାଜନୀତି, ରାଜନୀତିକ ଅର୍ଥନୀତି, ଅନ୍ତର୍ଜାତୀୟ ସମ୍ପର୍କ, ରାଜନୀତିକ ତତ୍ତ୍ୱ, ସାଧାରଣ ପ୍ରଶାସନ, ଜନନୀତି ଏବଂ ରାଜନୀତିକ ପଦ୍ଧତି । ଅଧିକନ୍ତୁ ରାଜନୀତି ବିଜ୍ଞାନ ଅର୍ଥନୀତି, ଆଇନ, ସମାଜ ବିଜ୍ଞାନ, ଇତିହାସ, ଦର୍ଶନ, ଭୂଗୋଳ, ମନୋବିଜ୍ଞାନ/ମାନସିକ ରୋଗ, ଆନ୍ଥ୍ରୋପୋଲୋଜି ଏବଂ ସ୍ନାୟୁବିଜ୍ଞାନ ସହିତ ଜଡ଼ିତ ଓ ଏବଂ ସେସବୁରୁ ଉଦ୍ଧୃତ ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
କ୍ୟୁ.ଆର.କୋଡ଼ (QR code: Quick Response code) ମାଟ୍ରିକ୍ସ ବାରକୋଡ଼ ନିମନ୍ତେ ଏକ ଟ୍ରେଡ ମାର୍କ ଯାହା ଜାପାନରେ ପ୍ରଥମେ ଅଟୋମୋଟିଭ ଇଣ୍ଡସ୍ଟ୍ରି ନିମନ୍ତେ ଡିଜାଇନ କରାଯାଇଥିଲା । ଏହା ମେସିନ ପଢ଼ିପାରିବା ଭଳି ଏକ ଅପ୍ଟିକାଲ ଲେବେଲ ଯେଉଁଥିରେ କୌଣସି ନିର୍ଦ୍ଦିଷ୍ଟ ବିଷୟର ବିବରଣୀ ଥାଏ ଯାହା ସହ ଏହା ସଂଯୁକ୍ତ ଥାଏ । ଏହି କୋଡ଼ ଚାରି ପ୍ରକାର (ନ୍ୟୁମେରିକ, ଆଲଫାନ୍ୟୁମେରିକ, ବାଇଟ/ବାଇନାରି ଓ କାଞ୍ଜି) ସ୍ଟାଣ୍ଡାର୍ଡ ଏନକୋଡିଙ୍ଗ ମୋଡଦ୍ୱାରା ଡାଟା ଷ୍ଟୋର କରିବାକୁ ବ୍ୟବହାର କରେ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବ ଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ଭାରତର ରାଷ୍ଟ୍ରପତି ମାନଙ୍କର ତାଲିକା
ଏହି ସାରଣୀରେ ପ୍ରଦତ୍ତ ପୂର୍ବତନ ରାଷ୍ଟ୍ରପତିମାନଙ୍କର ନାମ ସେହି କ୍ରମରେ ଦିଆ ଯାଇଛି ଯେଉଁ କ୍ରମରେ ସେମାନେ ରାଷ୍ଟ୍ରପତି ନିର୍ବାଚନ ଜିତିଥିଲେ। ତେଣୁ ବରାହଗିରି ଭେଙ୍କଟଗିରି, ମହମ୍ମଦ ହିଦାୟତୁଲ୍ଲା, ଏବଂ ବସପ୍ପା ଦନାପ୍ପା ଜତ୍ତୀ, କାମଚଳା ରାଷ୍ଟ୍ରପତି ଥିବାରୁ ସେମାନଙ୍କ ନାମ ଏହି ସାରଣୀରେ ଦିଆ ଯାଇ ନାହିଁ । ଭାରତର ରାଷ୍ଟ୍ରପତି କୌଣସି ରାଜନୈତିକ ଦଳର ନ ହେଲେ ବି ରାଷ୍ଟ୍ରପତି ରୂପେ ନିର୍ବାଚିତ ହେବା ଆଗରୁ ସେମାନେ ଯେଉଁ ଦଳର ନେତା ଥିଲେ, ତାଙ୍କ ନାମ ଆଗରେ ସେଇ ଦଳର ନାମ ଉଲ୍ଲେଖ କରାଯାଇଛି।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣି ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧ - ୨୩ ଅଗଷ୍ଟ ୧୯୩୮) ଜଣେ ଓଡ଼ିଆ କବି ଥିଲେ । ସେ ଏକାଧାରରେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । କୁନ୍ତଳା ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଇତମାଦ - ଉଦ-ଦଉଲାହ କବରଗୃହ(ଉର୍ଦ୍ଦୁ: اعتماد الدولہ کا مقبرہ, I'timād-ud-Daulah kā Maqbara) ଭାରତର ରାଜ୍ୟ ଉତ୍ତର ପ୍ରଦେଶର ଆଗ୍ରା ନିକଟସ୍ଥ ଏକ ମୋଗଲ କାଳୀନ କବର-ଗୃହ । ଏହାକୁ ବହୁବାର "ଅଳଙ୍କାର ବାକ୍ସ"(jewel box) ଭାବେ ସମ୍ବୋଧିତ କରାଯାଏ, କେବେ କେବେ "ଛୋଟ ତାଜ ମହଲ"(Baby Tāj) ମଧ୍ୟ କୁହାଯାଏ । ଏହି କବର-ଗୃହକୁ ତାଜ୍ ମହଲର ପୂର୍ବ-ସଂସ୍କରଣ ଭାବେ ବିବେଚନା କରାଯାଇଥାଏ ।
କାର୍ଲ ହେନେରିକ ମାର୍କସ (୫ ମଇ ୧୮୧୮-୧୪ ମାର୍ଚ ୧୮୮୩) ଜଣେ ଜର୍ମାନୀୟ ଦାର୍ଶନିକ, ଅର୍ଥନୀତିୀ, ସମାଜବାଦୀ, ଐତିହାସିକ ତଥା ସାମ୍ୟବାଦର ପ୍ରଣେତା ଥିଲେ । ଅର୍ଥନୀତିରେ ମାର୍କସଙ୍କ ଗବେଷଣା, ଶ୍ରମିକ ବର୍ଗର ଅର୍ଥନୈତିକ ଅବସ୍ଥା ବୁଝିବା ପାଇଁ ମୂଳଦୁଆ କୁହାଯାଇପାରେ ଏବଂ ଏହା ପରବର୍ତ୍ତୀ ସମୟରେ ଅନେକ ଅର୍ଥନୀତିୀୟ ଚିନ୍ତାଧାରାକୁ ପ୍ରଭାବିତ କରିଛି । ସେ ତାଙ୍କ ଜୀବନକାଳ ମଧ୍ୟରେ ଅନେକ ପୁସ୍ତକର ରଚନା କରିଥିଲେ ଯେଉଁଗୁଡ଼ିକ ମଧ୍ୟରୁ ଦି କମ୍ୟୁନିଷ୍ଟ ମ୍ୟାନିଫେଷ୍ଟୋ (୧୮୪୮) ଏବଂ ଦାସ କ୍ୟାପିଟାଲ ବହୁ ଗୁରୁତ୍ତ୍ୱପୂର୍ଣ୍ଣ ।
ସ୍ନେହସାର (Lipid) ଏକ ଚର୍ବି କିମ୍ବା ତୈଳଜାତୀୟ ପଦାର୍ଥ ଅଟେ । ଏହା ବିବିଧଶ୍ରେଣୀୟ ଯୌଗିକ ଜୈବ ଅଣୁ । ଏହା ଜଳରେ ଅଦ୍ରବଣୀୟ । କିନ୍ତୁ ଇଥର (Ether), ଇଥାନଲ (Ethanol) ଓ ବେଞ୍ଜିନ୍ (Benzene) ଭଳି ଜୈବ ଦ୍ରାବକରେ ଏଗୁଡ଼ିକ ସହଜରେ ଦ୍ରବୀଭୂତ ହୋଇଥାନ୍ତି । ଶ୍ୱେତସାର ପରି ସ୍ନେହସାର ମଧ୍ୟ ଅଙ୍ଗାରକ, ଉଦ୍ଜାନ ଓ ଅମ୍ଳଜାନ ଅଣୁଦ୍ୱାରା ଗଠିତ । କେତେକ ସ୍ନେହସାରରେ ଯବକ୍ଷାରଜାନ, ଗନ୍ଧକ ତଥା ଫସଫରସ୍ ଅଣୁ ସଂଯୋଜିତ ହୋଇ ରହିଥାଏ । ସ୍ନେହସାର ଉଭୟ ଉଦ୍ଭିଦ ଓ ପ୍ରାଣୀ ଶରୀରରେ ଗଚ୍ଛିତ ହୋଇ ରହିଥାଏ । ଏହା କୋଷ ଆବରଣର ଗାଠନିକ ଉପାଦାନ ଅଟେ । ଏହା ବ୍ୟତୀତ ରାଶି, ଚିନାବାଦାମ ଓ ବିଭିନ୍ନ ପ୍ରକାରର ଫଳରେ ଏବଂ ପ୍ରାଣୀମାନଙ୍କର ମେଦତନ୍ତୁ, ଅସ୍ଥିମଜ୍ଜା ଓ ସ୍ନାୟୁତନ୍ତୁରେ ମଧ୍ୟ ସ୍ନେହସାର ଗଚ୍ଛିତ ହୋଇରହିଥାଏ ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।
ଉଇକିଖବର ଉଇକିପିଡ଼ିଆ ଫାଉଣ୍ଡେସନର ମୁକ୍ତ ସାମଗ୍ରୀ ସମାଚାର ସ୍ତ୍ରୋତ ଉଇକି ଏବଂ ଏକ ଉଇକିମିଡ଼ିଆ ପ୍ରଯୋଜନାର ସହଯୋଗୀ ପତ୍ରକାରିତା ମାଧ୍ୟମରେ କମକରିଥାଏ । ଉଇକିପିଡ଼ିଆର ସହ-ସଂସ୍ଥାପକ "ଜିମି ୱେଲ୍ସ" ଉଇକିଖବରକୁ ଉଇକିପିଡ଼ିଆରୁ ଅଲଗା କରିଥିଲେ, ଉଇକିଖବରରେ ପ୍ରତ୍ୟେକକାହାଣୀକୁ ଏକ ବିଶ୍ୱକୋଷ ଲେଖାର ଏକ ସମାଚାର କାହାଣୀ ରୂପେ ଲେଖାଯାଇଥାଏ । ଉଇକିଖବରରେ ନାଗରିକ ପତ୍ରକାରିତା, ମିଡ଼ିଆ ଏବଂ ଓମି ନ୍ୟୁଜ ପରି ଅନ୍ୟ ପ୍ରୟାସରେ ପତ୍ରକାରିତାକୁ ସ୍ୱୀକାର କରାଯାଏ । ଉଇକିମିଡ଼ିଆ ଫାଉଣ୍ଡେସନର ଅଧିକାଂଶ ପରିଯୋଜନାର ବିପରୀତ, ଉଇକିଖବରର ମୂଳ ରିପୋର୍ଟ ଏବଂ ସାକ୍ଷାତକାର ରୂପେ ଅନୁମତି ଦେଇଥାଏ ।
ବିରଜା ମନ୍ଦିର (ଓଡ୍ଡ୍ୟାଣ ପୀଠ ବା ଉଡ୍ଡୀୟାନ ତନ୍ତ୍ରପୀଠ) ଯାଜପୁର ଜିଲ୍ଲାର ଏକ ଦେବୀ ମନ୍ଦିର । ଏହା ଭାରତର ବିରଜା କ୍ଷେତ୍ର ନାମରେ ଜଣା । ଏଠାରେ ଦେବୀ ଦ୍ୱିଭୁଜା ଦୁର୍ଗା ରୂପରେ ପୂଜା ପାନ୍ତି । ଏହି ଦେବୀଙ୍କ ଗୋଟିଏ ହାତରେ ତ୍ରିଶୂଳ ଏବଂ ଅନ୍ୟ ହାତରେ ମହିଷାସୁରର ଲାଙ୍ଗୁଳ ଶୋଭା ପାଏ । ଏଠାରେ ମହିଷାସୁର ମଇଁଷି ରୂପରେ ଖୋଦିତ ଯାହା ଭାରତରେ ବାକି ଜାଗାମାନଙ୍କରେ ଦେଖିବାକୁ ମିଳିନଥାଏ । ଦେବୀ ନିଜ ମୁକୁଟରେ ଗଣପତି, ଶିବଲିଙ୍ଗ, ଯୋନି, ନାଗରାଜ ଏବଂ ଅର୍ଦ୍ଧଚନ୍ଦ୍ର ଧାରଣ କରି ଅଛନ୍ତି । ସ୍କନ୍ଦ ପୁରାଣ (ଉତ୍କଳ ଖଣ୍ଡ) ଅନୁସାରେ ଏହି ବିରଜା କ୍ଷେତ୍ର ସମସ୍ତ ରଜୋଗୁଣକୁ ଧୋଇ ପକାଉଥିବାରୁ ଏହାର ନାମ ବିରଜା କ୍ଷେତ୍ର ହୋଇଛି । କେତେକ ତନ୍ତ୍ର ଗ୍ରନ୍ଥ ଅନୁସାରେ ଦକ୍ଷ ଯଜ୍ଞ ସମୟରେ ମାତା ସତୀଙ୍କ ନାଭି ଏହି ଉତ୍କଳସ୍ଥ ବିରଜା କ୍ଷେତ୍ରରେ ପଡ଼ିଥିଲା ଏବଂ ନାଭି ଦେଶରେ ନାରୀମାନେ ପିନ୍ଧୁଥିବା ଓଡ଼ିଆଣୀ ବା କଟିସୂତ୍ର ଅନୁସାରେ ଏହି ପୀଠର ନାମ ଓଡ୍ଡିୟାଣ ପୀଠ ହୋଇଛି, ଏବଂ ଏହି ପ୍ରଦେଶର ନାମ ଓଡ୍ର ଦେଶ ହୋଇଛି।