ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
କୋଲୋଜିୟମ୍ (ଈଂରାଜୀରେ Colosseum ଏବଂ ଇଟାଲୀୟ ଭାଷାରେ କୋଲୋଜିଓ -Colosseo) ଇଟାଲୀର ରୋମ୍ ନଗରର କେନ୍ଦ୍ରରେ ସ୍ଥିତ ଏକ ବୃହତ୍ ଅଣ୍ଡାକୃତି ଆମ୍ପିଥିଏଟର ବା ରଙ୍ଗଭୂମି । ଏହା ଫ୍ଲାଭିଆନ୍ ଆମ୍ପିଥିଏଟର ନାମରେ ମଧ୍ୟ ବେଶ୍ ଜଣାଶୁଣା । ଟ୍ରାଭେର୍ଟାଇନ୍ ଚୂନପଥର, ଆଗ୍ନେୟ ଉଦ୍ଗୀରଣରୁ ସୃଷ୍ଟ ଟଫ୍ ପଥର, କାଠ ଓ କଂକ୍ରିଟ୍ ନିର୍ମିତ ଇଟାରେ ଏହି ରଙ୍ଗମଞ୍ଚ ଅଦ୍ୟାବଧି ବିଶ୍ୱରେ ନିର୍ମିତ ସର୍ବବୃହତ୍ ରଙ୍ଗମଞ୍ଚ । ରୋମାନ୍ ଫୋରମ୍ର ଠିକ୍ ପୂର୍ବ ପଟକୁ ଅଳ୍ପଦୂରରେ ଏହି ପ୍ରାଚୀନ ରଙ୍ଗମଞ୍ଚ ଅବସ୍ଥିତ । ଭେସ୍ପାସିଆନ୍ ରୋମ୍ର ସମ୍ରାଟ ଥିବାବେଳେ ଖ୍ରୀ. ୭୨ରେ ଏହାର ନିର୍ମାଣ କାର୍ଯ୍ୟ ପ୍ରାରମ୍ଭ ହୋଇଥିଲା ଓ ଭେସ୍ପାସିଆନ୍ଙ୍କ ଉତ୍ତରାଧିକାରୀ ଟାଇଟସ୍ଙ୍କ ଶାସନ କାଳରେ ଖ୍ରୀ. ୮୦ରେ ଏହାର ନିର୍ମାଣ କାର୍ଯ୍ୟ ସମାପ୍ତ ହୋଇଥିଲା । ଖ୍ରୀ.
ବିଜ୍ଞାନ କାହାଣୀ (ସାଇ-ଫାଇ - sci-fi କିମ୍ବା SF ବୋଲି ସଂକ୍ଷେପରେ ଲେଖାଯାଏ) କଳ୍ପନାପ୍ରସୂତ ରଚନାର ଏକ ବିଭବ । ଏହା ସାଧାରଣତଃ ବିଜ୍ଞାନ ଏବଂ ପ୍ରଯୁକ୍ତି, ମହାକାଶ ଅନୁସନ୍ଧାନ, ସମୟ ଭ୍ରମଣ, ସାମାନ୍ତରାଳ ବ୍ରହ୍ମାଣ୍ଡଏବଂ ବିଶ୍ୱ ବାହାରେ ଜୀବନ ଭଳି ଭବିଷ୍ୟତଧାରଣା କଳ୍ପନାଶୀଳ ଓ ଭବିଷ୍ୟଧର୍ମୀ ରଚନା । ଏହାକୁ "ଚିନ୍ତାଧାରାର ସାହିତ୍ୟ" ମଧ୍ୟ କୁହାଯାଏ ଏବଂ ପ୍ରାୟତଃ ବୈଜ୍ଞାନିକ, ସାମାଜିକ ଏବଂ ପ୍ରଯୁକ୍ତିଗତ ନବସୃଜନର ସମ୍ଭାବ୍ୟ ପରିଣାମ ଅନୁସନ୍ଧାନ କରିଥାଏ ।ବିଜ୍ଞାନ କାହାଣୀର ଯାହାର ମୂଳ ପ୍ରାଚୀନ କାଳରେ ମଧ୍ୟ ରହିଥିଲା । ସେଥିରେ ଫାଣ୍ଟାସି, ଭୋତିକ, ସୁପରହିରୋ କାହାଣୀ ତଥା ଅନେକ ବିଜ୍ଞାନ କାହାଣୀ ଉପଶୈଳୀ ରହିଛି । ଏହାର ସଠିକ ପରିଭାଷା ଲେଖକ, ସମାଲୋଚକ, ବିଦ୍ୱାନ ଏବଂ ପାଠକମାନଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ବିତର୍କ ହୋଇଛି ।
ହର୍ପିସ୍ ଜୋସ୍ଟର, (ଅନ୍ୟ ନାମ ସିଙ୍ଗଲସ ବା ଜୋସ୍ଟର ବା ଜୋନା ଯଥାକ୍ରମେ ଇଂରାଜୀ ଭାଷାରେ shingles, also known as zoster, herpes zoster, or zona), ଏକ ଭୁତାଣୁ ରୋଗ ବିଶେଷତା ହେଲା ଏକ ସୀମିତ ଏରିଆରେ ଯନ୍ତ୍ରଣାଦାୟକ ଚର୍ମ ରାସ ବା ଲାଲ ଚକଡ଼ା ଓ ଫୋଟକା ଦେଖାଯାଏ । ଏହି ଚକଡ଼ାଗୁଡ଼ିକ ଦେହର ଯେ କୌଣସି ଗୋଟିଏ ପାଖରେ ବା ମୁହଁରେ ଗୋଟିଏ ଧାଡ଼ିରେ ଦେଖାଯାଏ । ଲାଲ ଚକଡ଼ା ବାହାରିବାର ୨/ ୪ ଦିନ ପୂର୍ବରୁ ଚମରେ ଯନ୍ତ୍ରଣା ହୁଏ ଓ ଝିମ ଝିମ ହୁଏ । ଅନ୍ୟଥା ଏହାର ବହୁତ ଅଳ୍ପ ଲକ୍ଷଣ ଥାଏ । ଏହି ଚକଡ଼ାଗୁଡ଼ିକ ୨ରୁ ୪ ସପ୍ତାହ ମଧ୍ୟରେ ଶୁଖି ଯାଏ; କିନ୍ତୁ କେତେକ ଲୋକଙ୍କର ସ୍ନାୟୁ ଯନ୍ତ୍ରଣା ମାସମାସ ବା ବର୍ଷ ବର୍ଷ ଧରି ଲାଗିରହେ ଯାହାକୁ ପୋଷ୍ଟଥର୍ପେଟିକ ନିଉରାଲଜିଆ କୁହାଯାଏ । ଇମ୍ମ୍ୟୁନିଟି ଅଭାବ ଥିଲେ ରାସ ଖେଳେଇହୋଇ ଚାରିଆଡ଼େ ବାହାରେ ଯାହାକୁ ଡିସସେମିନେଟେଡ ସିଙ୍ଗ୍ଲସ କୁହାଯାଏ । ଆଖିରେ ରାସ ହେଲେ ଦୃଷ୍ଟିଶକ୍ତି ନଷ୍ଟ ହୋଇଯାଏ । ଶରୀରରେ ଭାରିସେଲା ଜୋସ୍ଟର ଭୁତାଣୁ (ଭିଜେଡଭି) ପୁନଃ କ୍ରିୟାଶୀଳ ହେଲେ ହର୍ପିସ୍ ଜୋସ୍ଟର ରୋଗ ହୁଏ । ଏହି ଭୁତାଣୁର ପ୍ରାରମ୍ଭିକ ସଂକ୍ରମଣ ଯୋଗୁ ହାଡ଼ଫୁଟି ରୋଗ ହୁଏ । ଥରେ ହାଡ଼ଫୁଟି ରୋଗ ଭଲ ହୋଇଗଲେ ସ୍ନାୟୁକୋଷରେ ଭୁତାଣୁ ନିଷ୍କ୍ରିୟ (latent) ହୋଇ ରହିଯାଏ । ଏହି ଭୁତାଣୁ ପୁନଃକ୍ରିୟାଶୀଳ ହେବା ନିମନ୍ତେ ଆବଶ୍ୟକ ହେଉଥିବା ସଙ୍କଟାବସ୍ଥାମାନଙ୍କର ନାମ: ବୃଦ୍ଧ ବୟସ, ଇମ୍ମ୍ୟୁନିଟି ଅଭାବ ଓ ୧୮ ମାସ ବୟସ ପୂର୍ବରୁ ହାଡ଼ଫୁଟି ରୋଗଗ୍ରସ୍ତ ହେବା ଇତ୍ୟାଦି । ଶରୀର ମଧ୍ୟରେ ଭୁତାଣୁ କିପରି ରହେ ଓ କିପରି ପୁନଃକ୍ରିୟାଶୀଳ ହୁଏ, ଏ ପ୍ରକ୍ରିୟା ଆଜି ପର୍ଯ୍ୟନ୍ତ ରହସ୍ୟାବୃତ ହୋଇ ରହିଛି । ଫୋଟକାରେ ଥିବା ଭୁତାଣୁ ସଂସ୍ପର୍ଶରେ ଆସିଲେ ପ୍ରଥମେ ହାଡ଼ଫୁଟି ହୁଏ, ହର୍ପିସ୍ ଜୋସ୍ଟର ନୁହେଁ । ଏହାର ସ୍ୱାଭାବିକ ଲକ୍ଷଣ ଓ ଚିହ୍ନ ଦେଖି ରୋଗ ନିର୍ଣ୍ଣୟ କରାଯାଏ । ଭାରିସେଲା ସିମ୍ପ୍ଲେକ୍ସ ଭୁତାଣୁ ଓ ହର୍ପିସ୍ ଜୋସ୍ଟର ଭୁତାଣୁ ଦ୍ୱୟ ଭିନ୍ନ ଭିନ୍ନ ଭୁତାଣୁ ଓ ଭୁତାଣୁ ପରିବାରର ସଦସ୍ୟ । ସିଙ୍ଗଲସ ଟିକା ନେଲେ ୫୦ରୁ ୮୦ ବର୍ଷ ମଧ୍ୟରେ ଥିବା ଲୋକଙ୍କର ଏହି ରୋଗ ହେବା ସଙ୍କଟ ଅଧା କମିଯାଏ । ପୋଷ୍ଟଥର୍ପେଟିକ ନିଉରାଲଜିଆ ରୋଗ ହାର କମିଯାଏ ଓ ପ୍ରକୋପ କମ ହୁଏ । ୮୦ ବର୍ଷ ବୟସ ପରେ ମଧ୍ୟ ଏହା କ୍ରିୟାଶୀଳ ରହେ କିନ୍ତୁ କିଛି କମ ହୁଏ । ଏହି ଟିକା ଭାରିସେଲା ଟିକା ସହ ସମାନ କିନ୍ତୁ ମାତ୍ରା ବା ଡୋଜ କିଛି ଅଧିକ । ସିଙ୍ଗଲସ ରୋଗ ହେଲେ ଏସିକ୍ଲୋଭର ଭଳି ଆଣ୍ଟିଭାଇରାଲ ଔଷଧ ଦେଲେ ରୋଗର ଗମ୍ଭୀରତା ଓ ରୋଗ ଅବଧି କମିଯାଏ କିନ୍ତୁ ଏହା ରାସ ବାହାରିବାର ୭୨ ଘଣ୍ଟା ମଧ୍ୟରେ ଦେବାକୁ ଦରକାର । ପୋଷ୍ଟଥର୍ପେଟିକ ନିଉରାଲଜିଆ ଉପରେ ଆଣ୍ଟିଭାଇରାଲ ବା ସ୍ଟିରଏଡ ଔଷଧର ଉଲ୍ଲେଖନୀୟ ପ୍ରଭାବର ପ୍ରମାଣ ମିଳିନାହିଁ । ତୀବ୍ର ଯନ୍ତ୍ରାଣାରେ ପାରାସେଟାମୋଲ, ଏନଏସଆଇଡି ଓ ଓପିଅଏଡ ଆଦି ଔଷଧ ସାହାଯ୍ୟ କରେ । ସମୁଦାୟ ଲୋକସଂଖ୍ୟାର ଏକ ତୃତୀୟାଂଶ ଜୀବନର କୌଣସି ସମୟରେ ଏହି ରୋଗ ଭୋଗ କରନ୍ତି । ବୟସାଧିକ୍ୟ ଲୋକଙ୍କର ଏ ରୋଗ ସାଧାରଣତଃ ଅଧିକ ହେଲେ ମଧ୍ୟ ପିଲାମାନଙ୍କୁ ମଧ୍ୟ ହୁଏ । ବାର୍ଷିକ ନୂତନ ରୋଗ ହାର ସୁସ୍ଥ ଲୋକମାନଙ୍କର ପ୍ରତି ୧୦୦୦ରେ ୧.୨-୩.୪ ଜଣଙ୍କର ହୁଏ ଓ ୬୫ ବର୍ଷ ବୟସରୁ ଅଧିକ ଲୋକଙ୍କର ପ୍ରତି ଏକ ହଜାରରେ ୩.୯-୧୧.୮ ହୁଏ । ୮୫ ବର୍ଷ ପର୍ଯ୍ୟନ୍ତ ବଞ୍ଚୁଥିବା ଲୋକଙ୍କୁ ଅତି କମରେ ଥରେ ଏହି ରୋଗ ହୁଏ ଓ ୫ %ରୁ କମ ଲୋକଙ୍କର ଏକାଧିକ ଆକ୍ରମଣ ହୁଏ । ପୁରାକାଳରୁ ଏହି ରୋଗ ଥିବା ଜଣାଯାଏ । ଆରବ ଦେଶମାନଙ୍କରେ ଏହାର ନାମର ଅର୍ଥ ନିଆଁର ବେଲ୍ଟ , ସ୍ପାନିଶ ଭାଷାରେ ଛୋଟ ସାପ ଓ ହିନ୍ଦୀ ଭାଷାରେ ବଡ଼ ରାସ୍ ।
ମଦ୍ୟ ଆସକ୍ତି (English: Alcohol abuse) ହେଉଛି ଏକ ପୁରାତନ ମାନସିକ ରୋଗ ଯେଉଁଥିରେ ଜଣେ ବ୍ୟକ୍ତି ମଦ୍ୟର କୁପରିଣାମଗୁଡ଼ିକ ସତ୍ତ୍ୱେ ବାରମ୍ବାର ମଦ୍ୟ ପାନ କରି ଚାଲିଥାଏ । ୨୦୧୩ ମସିହାରେ ଏହି ରୋଗଟିକୁ ଆଉଥରେ ବର୍ଗୀକରଣ କରାଯାଇ ମଦ୍ୟ ବ୍ୟବହାର ବିକାର କିମ୍ବା ମଦ୍ୟାତ୍ୟୟ ନାମରେ ବର୍ଗୀକରଣ କରାହେଲା । ସାଧାରଣତଃ ଦୁଇ ପ୍ରକାରର ମଦ୍ୟାସକ୍ତି ରହିଥାଏ । ପ୍ରଥମ ପ୍ରକାରର ବ୍ୟକ୍ତି ଯେଉଁମାନେ ଆମୋଦ ପ୍ରମୋଦ ମିଳିବା ଆଶାରେ ମଦ୍ୟ ପାନ କରନ୍ତି, ଅନ୍ୟପକ୍ଷରେ ଆଉ ଏକ ପ୍ରକାରର ବ୍ୟକ୍ତିମାନେ ବିନା ମଦରେ ବହୁତ ସମୟ ଧରି ରହିଯାନ୍ତି, ହେଲେ ଉଦବେଗ ଯୋଗୁଁ ପରେ ଯେବେ ଭୁଲବଶତଃ ଟିକେ ମଦ ପିଇବା ଆରମ୍ଭ କରିଦିଅନ୍ତି, ସେତେବେଳେ ନିଜକୁ ଆୟତ୍ତରେ ରଖିପାରନ୍ତି ନାହିଁ ।ଅନିୟନ୍ତ୍ରିତ ମଦ୍ୟପାନ (ଇଂରାଜୀରେ Binge drinking) ହେଉଛି ଅନ୍ୟ ଏକ ପ୍ରକାରର ମଦ୍ୟ ଆସକ୍ତି । ଏକ ସର୍ବେକ୍ଷଣ ଅନୁସାରେ ଯୁକ୍ତରାଜ୍ୟର ବୟସ୍କ ବାସିନ୍ଦାମାନେ ସବୁଠାରୁ ଅଧିକ ମଦ୍ୟ ପାନ କରିଥାନ୍ତି । ୨୦୧୩ ମସିହାରେ ମଦ୍ୟ ଆସକ୍ତି ଯୋଗୁଁ ବିଶ୍ୱରେ ୧,୩୯,୦୦୦ ଜଣ ମୃତ୍ୟୁବରଣ କରିଥିଲେ । ପ୍ରତିଦିନ ଛଅ ଜଣ ବ୍ୟକ୍ତି ମଦ ଯୋଗୁଁ ମୃତ୍ୟୁବରଣ କରୁଛନ୍ତି ।ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାଦ୍ୱାରା ୨୦୧୮ ମସିହାରେ କରାଯାଇଥିବା ଏକ ସର୍ବେକ୍ଷଣ ଅନୁସାରେ ୫.୨% ଭାରତୀୟ ମଦ୍ୟ ଆସକ୍ତିରେ ଅଛନ୍ତି ଏବଂ ଚିକିତ୍ସା ଆବଶ୍ୟକ କରନ୍ତି । ମଦ୍ୟ ପାନ କରୁଥିବା ପ୍ରତି ୩ ଜଣରୁ ଜଣେ ମଦ୍ୟ ଆସକ୍ତ । ମୋଟ ୧୬ କୋଟି ଲୋକ ଭାରତରେ ମଦ୍ୟ ପାନ କରନ୍ତି ।
ଯୁକ୍ତରାଷ୍ଟ୍ର ଆମେରିକା ରାଷ୍ଟ୍ରପତି ନିର୍ବାଚନ
ସବୁ ଗଣତନ୍ତ୍ରର ନିର୍ବାଚନ ପଦ୍ଧତିଠାରୁ ଯୁକ୍ତରାଷ୍ଟ୍ର ଆମେରିକା ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତି ନିର୍ବାଚନ ପଦ୍ଧତି ସମ୍ପ୍ପୂର୍ଣ ଭିନ୍ନ । ଏଥିରେ ସିଧାସଳଖ ଭୋଟ ନ ହେଇ ପଞ୍ଜୀକୃତ ଭୋଟର ମାନେ ଯୁକ୍ତରାଷ୍ଟ୍ର ନିର୍ବାଚନ କଲେଜର ଏକ ସଦସ୍ୟ ଦଳଙ୍କୁ ଭୋଟ ଦିଅନ୍ତି । ଯେଉଁମାନେ ବିଜୟୀ ହୁଅନ୍ତି , ସେମାନଙ୍କୁ ନିର୍ବାଚକ ( electot ) କୁହା ଯାଏ । ତା ପର ପର୍ଯ୍ୟାୟରେ ଏହି ସବୁ ନିର୍ବାଚକ ସିଧାସଳଖ ଭୋଟ ମାଧ୍ୟମରେ ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତି ଯୋଡିଙ୍କୁ ନିର୍ବାଚନ କରନ୍ତି । ଯଦି ଏହି ନିର୍ବାଚନରେ କେହି ନିରଙ୍କୁଶ ସଂଖ୍ୟା ଗରିଷ୍ଠତା ନ ପାଆନ୍ତି , ତେବେ ପୁଣି ପ୍ରତିନିଧି ସଭା ( House of commons ) ନିଷ୍ପତ୍ତି ନିଏ କିଏ ରାଷ୍ଟ୍ରପତି ହେବେ । ଉପରାଷ୍ଟ୍ରପତି ପାଇଁ ସିନେଟ ନିଷ୍ପତ୍ତି ନିଏ ।
ଆକ୍ରୋମେଗାଲି (ଇଂରାଜୀ ଭାଷାରେ acromegaly) ରୋଗ ଶରୀରରେ ଗ୍ରୋଥ ପ୍ଲେଟ (growth plates) ସଂଲଗ୍ନ ହେବା ପରେ ଅତ୍ୟଧିକ ଗ୍ରୋଥ ହରମୋନ (growth hormone ବା GH) କ୍ଷରଣ ଯୋଗୁ ହୁଏ । ଆରମ୍ଭରେ ହାତ ଓ ପାଦ ବଢ଼ିଯାଏ । କପାଳ, ନାକ ଓ ଅଧଃ ହନୁ ହାଡ଼ ମଧ୍ୟ ବଢ଼ିବା ସମ୍ଭାବନା ଥାଏ । ଗଣ୍ଠି ଯନ୍ତ୍ରଣା, ମୋଟା ଚମ, ମୋଟା ସ୍ୱର, ମୁଣ୍ଡବଥା (headache) ଓ ଦୃଷ୍ଟି ସମସ୍ୟା (problems with vision) ଇତ୍ୟାଦି ଲକ୍ଷଣମାନ ମଧ୍ୟ ଦେଖାଯାଏ । ରୋଗ ଜଟିଳ ହେଲେ ମଧୁମେହ ଟାଇପ ୨, ନିଦ୍ରା ଶ୍ୱାସରୋଧ ଓ ଉଚ୍ଚ ରକ୍ତଚାପ ଇତ୍ୟାଦି ରୋଗମାନ ହୁଏ ।ପିଟୁଇଟାରି ଗ୍ଲାଣ୍ଡ/ଗ୍ରନ୍ଥିରୁ (pituitary gland) ଅତ୍ୟଧିକ ଗ୍ରୋଥ ହରମୋନ କ୍ଷରିତ ହେଲେ ଆକ୍ରୋମେଗାଲି ରୋଗ ହୁର । ପ୍ରାୟ ୯୫% ରୋଗୀଙ୍କର ପିଟୁଇଟାରି ଗ୍ଲାଣ୍ଡରେ ଏକ ବିନାଇନ ଟ୍ୟୁମର/ଅର୍ବୁଦ (benign tumor) ନାମ ପିଟୁଇଟାରି ଆଡେନୋମା (pituitary adenoma) ହେବା ଯୋଗୁ ଗ୍ରୋଥ ହରମୋନ ଅଧିକ କ୍ଷରିତ ହୁଏ । ଏହା ବଂଶାନୁକ୍ରମିକ ରୋଗ ନୁହେଁ । କ୍ୱଚିତ ଦେହର ଅନ୍ୟ ସ୍ଥାନରେ ଅର୍ବୁଦ ହେବା ଯୋଗୁ ଆକ୍ରୋମେଗାଲି ହୁଏ । ରକ୍ତରେ ଇନସୁଲିନ ଲାଇକ ଗ୍ରୋଥ ଫ୍ୟାକ୍ଟର ୧ (insulin-like growth factor I) ମାପ କରି ବା ଗ୍ଲୁକୋଜ (glucose) ପାନୀୟ ଦେବାପରେ ଗ୍ରୋଥ ହରମୋନ ମାତ୍ରା ମାପ କରି ରୋଗ ନିର୍ଣ୍ଣୟ କରାଯାଏ । ରୋଗ ନିର୍ଣ୍ଣୟ କରିବା ପରେ ପିଟୁଇଟାରିର ମେଡିକାଲ ଇମେଜିଙ୍ଗ କରି ଆଡେନୋମା ଅଛି କି ନାହିଁ, ଅନୁଶୀଳନ କରାଯାଏ । ପିଲା ଦିନେ ଅତ୍ୟଧିକ ଗ୍ରୋଥ ହରମୋନ କ୍ଷରିତ ହେଲେ ଜାଇଜାଣ୍ଟିଜ୍ମ (gigantism) ରୋଗ ହୁଏ ।ଆକ୍ରୋମେଗାଲିରେ ତିନି ପ୍ରକାର ଚିକିତ୍ସା କରାଯାଏ: ଅପରେଶନ କରି ଅର୍ବୁଦକୁ ବାହାର କରିଦିଆଯାଏ, ଔଷଧ ଓ ରାଡିଏସନ ଥେରାପି (radiation therapy) ଦିଆଯାଏ । ଅର୍ବୁଦଟି ଛୋଟ ଥିଲେ ଅପରେଶନ ସବୁଠାରୁ ପ୍ରଭାବଶାଳୀ ଓ ପସନ୍ଦଯୋଗ୍ୟ ଚିକିତ୍ସା । ଅପରେଶନ ପ୍ରଭାବଶାଳୀ ନ ହେଲେ ସୋମାଟୋସ୍ଟାଟିନ ଆନାଲଗ (somatostatin analogue) ବା ଜିଏଚ ରିସେପ୍ଟର ଆଣ୍ଟାଗୋନିସ୍ଟ (GH receptor antagonist) ଔଷଧ ଦେଇ ଚିକିତ୍ସା କରାଯାଏ । ପ୍ରଭାବ ନିମନ୍ତେ ଅପରେଶନ ଓ ଔଷଧ ଅପେକ୍ଷା ରାଡିଏସନ ଅଧିକ ସମୟ ନିଏ । ଚିକିତ୍ସା ନ ପାଇଲେ ହାରାହାରି ୧୦ ବର୍ଷ ବଞ୍ଚିବା ସମୟ ରହେ, ଉପଯୁକ୍ତ ଚିକିତ୍ସା ପାଇଲେ ସାଧାରଣ ଜୀବନ ଯାତ୍ରା ସମ୍ଭବ ହୁଏ ।ପ୍ରତି ଏକ ଲକ୍ଷ ଲୋକରେ ୬ଜଣକୁ ଏହି ରୋଗ ହୁଏ । ମଧ୍ୟ ବୟସରେ ସାଧାରଣତଃ ଏହି ରୋଗ ନିର୍ଣ୍ଣୟ ହୁଏ । ଉଭୟ ପୁରୁଷ ଓ ମହିଳା ସମ ଭାବରେ ଆକ୍ରାନ୍ତ ହୁଅନ୍ତି । ପ୍ରଥମେ ନିକୋଲାସ ସସେରୋଟ ଏହି ରୋଗ ବିଷୟ ସନ ୧୭୭୨ରେ ବର୍ଣ୍ଣନା କରିଥିଲେ । ଆକ୍ରୋମେଗାଲି ଶବ୍ଦଟି Greek ଶବ୍ଦରୁ ଆସିଛି; ἄκρον akron ଅର୍ଥ ହାତପାଦ ଓ μέγα megaର ଅର୍ଥ ବିରାଟ ।
ସାମୂହିକ ଭାବେ କିଛି ବ୍ୟକ୍ତିବିଶେଷ ଅଥବା ଅନୁଷ୍ଠାନ ଏକ ମହତ କାର୍ଯ୍ୟ ସମ୍ପାଦନ ଏବଂ ଏହାର ବୃହତ୍ତର ଲକ୍ଷ୍ୟ ପୂରଣ କରିବାକୁ ଏକ ପ୍ରକାର ଉଦ୍ୟମ ବଜାୟ ରଖିବାକୁ ସାମାଜିକ ଆନ୍ଦୋଳନ (ସୋସିଆଲ ମୁଭମେଣ୍ଟ) କୁହାଯାଏ । ଆନ୍ଦୋଳନକୁ ସଂମ୍ପୂର୍ଣ କରିବାର ପ୍ରୟାସ ଏହାର ସଦସ୍ୟମାନଙ୍କଠାରେ ଏକ ପ୍ରକାର ନିଶା ଦେଖାଯାଇଥାଏ । ଦାବିଗୁଡିକ ସମୟୋପଯୋଗୀ ହୋଇଥିଲେ ସାମାଜିକ ଆନ୍ଦୋଳନର ଫଳାଫଳ ପ୍ରାୟତଃ ବାଞ୍ଛନୀୟ ହୋଇଥାଏ । ବର୍ତ୍ତମାନ (୨୦୧୬) ସମୟରେ ଦେଖାଯାଉଥିବା ସାମାଜିକ ଆନ୍ଦୋଳନଗୁଡିକ ହେଲା ଶ୍ରମିକ ସଙ୍ଗଠନ ଆନ୍ଦୋଳନ , ଓଡ଼ିଆ ଭାଷା ସାହିତ୍ୟ ଆନ୍ଦୋଳନ, ନୟାଗଡ଼ ଚାଷୀ ଆନ୍ଦୋଳନ, ମହାନଦୀ ଜଳ ବଞ୍ଚାଅ ଆନ୍ଦୋଳନ, ଭବିଷ୍ୟତ ପାଇଁ ଖଣି ଓ ପାଣି ଆନ୍ଦୋଳନ ଓ ନାରୀ ନିର୍ଯ୍ୟାତନା ଆନ୍ଦୋଳନ । ସାମାଜିକ ଆନ୍ଦୋଳନଗୁଡ଼ିକ ସର୍ବଦା ଯୁଗୋପଯୋଗୀ ହେବା ଦରକାର । ଅହିଂସାଭାବ ଆଧାରିତ ଓ ଶାନ୍ତିପୂର୍ଣ ଆନ୍ଦୋଳନଗୁଡ଼ିକ ସମାଜ, ବୁଦ୍ଧିଜୀବୀ ତଥା ତୃତୀୟ ମହଲାରେ ବିଶେଷ ପ୍ରଭାବ ପକାଇଥାଏ ।
ବାରାକ ହୁସେନ ଓବାମା ( (listen); ଜନ୍ମ : ୪ ଅଗଷ୍ଟ ୧୯୬୧) ଯୁକ୍ତରାଷ୍ଟ୍ର ଆମେରିକାର ୪୪ତମ ରାଷ୍ଟ୍ରପତି ଏବଂ ପ୍ରଥମ ଆଫ୍ରିକୀୟ-ଆମେରିକୀୟ ରାଷ୍ଟ୍ରପତି । ତାଙ୍କର ଜନ୍ମ ହବାଇ ରାଜ୍ୟର ହନଲୁଲୁଠାରେ ହୋଇଥିଲା । ଓବାମା କଲମ୍ବିଆ ବିଶ୍ୱବିଦ୍ୟାଳୟ ଓ ହାବାର୍ଡ ଆଇନ ବିଦ୍ୟାଳୟରୁ ସ୍ନାତକୋତର ଡିଗ୍ରୀ ହାସଲ କରିଛନ୍ତି । ସେ ହାବାର୍ଡ ଆଇନ ବିଦ୍ୟାଳୟରେ ଅଧ୍ୟକ୍ଷ ରୂପେ ମଧ୍ୟ କାର୍ଯ୍ୟ କରିଥିଲେ।
ଦରମା ବା ବେତନ ହେଉଛି ଏକ ନିଯୁକ୍ତିଦାତାଠାରୁ ଜଣେ କର୍ମଚାରୀଙ୍କୁ ଦେୟର ଏକ ରୂପ, ଯାହା ଏକ ନିଯୁକ୍ତି ଚୁକ୍ତିରେ ନିର୍ଦ୍ଦିଷ୍ଟ ହୋଇପାରେ । ଏହା ମଜୁରୀର ବିପରୀତ ଅଟେ, ଯେଉଁଠାରେ ପ୍ରତ୍ୟେକ କାର୍ଯ୍ୟ, ଘଣ୍ଟା, କିମ୍ବା ଅନ୍ୟାନ୍ୟ ୟୁନିଟ୍ ପର୍ଯ୍ୟାୟକ୍ରମେ ପରିବର୍ତ୍ତେ, ପୃଥକ ଭାବରେ ପ୍ରଦାନ କରାଯାଏ । ବ୍ୟବସାୟ ଚଳାଇବା ଦୃଷ୍ଟିକୋଣରୁ, ବେତନକୁ ଚଲାଇବା ପାଇଁ ମାନବ ସମ୍ବଳ ହାସଲ ଏବଂ ସଂରକ୍ଷଣର ମୂଲ୍ୟ ଭାବରେ ମଧ୍ୟ ଦେଖାଯାଇପାରେ, ଏବଂ ତା’ପରେ କର୍ମଚାରୀଙ୍କ ଖର୍ଚ୍ଚ ବା ବେତନ ଖର୍ଚ୍ଚ କୁହାଯାଏ । ହିସାବରେ, ଦରମା ଖାତାରେ ଦରମା ରେକର୍ଡ କରାଯାଏ ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ପଣ୍ଡିତ ବାଇକୋଳି ମହାପାତ୍ର (୧୬ ଡିସେମ୍ବର ୧୯୦୮ - ୨୦ ଡିସେମ୍ବର ୧୯୭୭) ଏକାଧାରରେ ଜଣେ ସାହିତ୍ୟିକ, ଐତିହାସିକ, ଶିକ୍ଷାବିତ୍ ଓ ସଂଗଠକ ଥିଲେ । ସେ ଗଞ୍ଜାମ ଜିଲ୍ଲାର ଖଲିକୋଟ ଅନ୍ତର୍ଗତ ବାଲୁଙ୍କେଶ୍ୱର ଶାସନରେ ୧୯୦୮ରେ ଜନ୍ମ ଗ୍ରହଣ କରିଥିଲେ। ତାଙ୍କ ଅଗ୍ରଜମାନେ ଅକାଳରେ ମରି ଯାଉଥିବାରୁ ତାଙ୍କ ପିତାମାତା ଅପମୃତ୍ୟୁ ଟଳାଇବା ଉଦ୍ଦେଶ୍ୟରେ ତାଙ୍କର ନାମ ବାଇକୋଳି (ବିଷାକ୍ତ କୋଳି) ରଖିଥିଲେ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରାଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧ - ୨୩ ଅଗଷ୍ଟ ୧୯୩୮) ଜଣେ ଓଡ଼ିଆ କବି ଥିଲେ । ସେ ଏକାଧାରରେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । କୁନ୍ତଳା ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼଼଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼଼଼ଦେଉଳ ଏବଂ ବଡ଼଼଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଜ୍ଞାନପୀଠ ପୁରସ୍କାର ଭାରତୀୟ ଜ୍ଞାନପୀଠ ସଂସ୍ଥାଦ୍ୱାରା ଦିଆଯାଉଥିବା ଭାରତର ସର୍ବୋଚ୍ଚ ସାହିତ୍ୟ ପୁରସ୍କାର ।ସାହିତ୍ୟ ଅକାଦେମୀ ଫେଲୋସିପ ସହିତ ଏହା ଦେଶର ଦୁଇ ସର୍ବୋଚ୍ଚ ସାହିତ୍ୟ ପୁରସ୍କାର । ଏହା ୧୯୬୧ ମସିହାରେ ଆରମ୍ଭ ହୋଇଥିଲା । ଏହାର ଅନୁମୋଦିତ ଯୋଗ୍ୟତା ଅନୁସାରେ କେବଳ ୨୨ ଗୋଟି ସମ୍ବିଧାନ-ସ୍ୱୀକୃତ ଭାଷାରେ ଲେଖୁଥିବା ଭାରତୀୟ ନାଗରିକଗଣ ଏହି ପୁରସ୍କାର ପାଇପାରିବେ । ଟାଇମ୍ସ ଅଫ ଇଣ୍ଡିଆ ଖବରକାଗଜର ପ୍ରକାଶକ ସାହୁ ଜୈନ ପରିବାରଙ୍କଦ୍ୱାରା ପ୍ରତିଷ୍ଠିତ ଏହି ପୁରସ୍କାର ଭାରତୀୟ ଜ୍ଞାନପୀଠ ସଂସ୍ଥାଦ୍ୱାରା ଦିଆଯାଇଥାଏ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭା ଦ୍ବାରା ନିର୍ମିତ) । ଏହା ଲୋକଙ୍କ ଦ୍ବାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ଶ୍ରୀନିବାସ ରାମାନୁଜନ (pronunciation ) (୨୨ ଡିସେମ୍ବର ୧୮୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ 'ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।
ମାଦଳା ପାଞ୍ଜି ମତେ ୧୫୬୮ରୁ ୧୭୩୩ ମସିହା ପର୍ଯ୍ୟନ୍ତ ଦୀର୍ଘ ୧୬୫ ବର୍ଷ ଧରି କ୍ରମାଗତ ଭାବେ ଆଫଗାନୀ ଓ ମୋଗଲମାନଙ୍କଦ୍ୱାରା ୧୭ଥର ପୁରୀ ଜଗନ୍ନାଥ ମନ୍ଦିର ଉପରେ ବହୁବାର ଆକ୍ରମଣ କରାଯାଇଥିଲା । ହିନ୍ଦୁମାନଙ୍କ ଆରାଧ୍ୟ ଦେବତା ଶ୍ରୀଜଗନ୍ନାଥଙ୍କ ବିଗ୍ରହକୁ ଧ୍ୱଂସ ନ କରିବା ପର୍ଯ୍ୟନ୍ତ ଓଡ଼ିଶାକୁ ଜୟକରିବା ଅସମ୍ଭବ ବୋଲି ସମସ୍ତ ମୁସଲିମ ଆକ୍ରମଣକାରୀ ଧରିନେଇଥିଲେ ଏହି ବିଧର୍ମୀ ଯବନମାନଙ୍କ ଆକ୍ରମଣରୁ ଶ୍ରୀବିଗ୍ରହମାନଙ୍କୁ ରକ୍ଷାକରିବା ଲାଗି କେତେବେଳେ ଦୋବନ୍ଧା ବାଟେ ଡଙ୍ଗାରେ ରଖି ଚିଲିକା ଗର୍ଭକୁ ଆଉ କେତେବେଳେ ଚଉଦୋଳାରେ ବୁହାଇ ଦକ୍ଷିଣ ଓଡ଼ିଶାର ଘଞ୍ଚ ଜଙ୍ଗଲ ମଧ୍ୟକୁ ଶ୍ରୀବିଗ୍ରହମାନଙ୍କୁ ନିଆଯାଉଥିଲା ଏଥିପାଇଁ ଜଗନ୍ନାଥଙ୍କ ସେବକମାନଙ୍କ ମଧ୍ୟରେ ଚାପ ଦଳେଇ ଅରିଆ ସେବକ ନାମରେ ଗୋଟିଏ ସ୍ୱତନ୍ତ୍ର ବୃତ୍ତିଭୋଗୀ ସେବକ ଗୋଷ୍ଠୀକୁ ସୃଷ୍ଟି କରାଯାଇ ନିଯୁକ୍ତି ଦିଆଯାଇଥିଲା । ଜଗନ୍ନାଥ ମନ୍ଦିର ଉପରେ ଆକ୍ରମଣର ଆଭାସ ମିଳିବା ମାତ୍ରେ ତତ୍କ୍ଷଣାତ୍ ଚାପ ଦଳେଇ ଓ ଅରିଆ ସେବକମାନେ ଶ୍ରୀ ବିଗ୍ରହମାନଙ୍କୁ ଚାପରେ ଧରି ଚିଲିକା ଗର୍ଭକୁ ବୋହି ନେଇଯାଉଥିଲେ ଏଥିପାଇଁ ବର୍ଷସାରା ମାଣିକପାଟଣା ଓ ଖାଲିକାପାଟଣା ମୁହାଣଠାରେ ବୋଇତ, ଚାପ ଓ ଡଙ୍ଗାମାନ ସଦାସର୍ବଦା ପ୍ରସ୍ତୁତ ହୋଇ ରହୁଥିଲା ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ମାନବ ଇମ୍ମ୍ୟୁନାଭାବ ଭୁତାଣୁ ସଂକ୍ରମଣ ଓ ଅର୍ଜିତ ଇମ୍ମ୍ୟୁନାଭାବ ସିଣ୍ଡ୍ରୋମ (HIV and AIDS) ଏକ ବିସ୍ତୃତ ଶ୍ରେଣୀର ଭୁତାଣୁ ଜନିତ ସଂକ୍ରମଣ ଯାହା ମାନବ ଇମ୍ମ୍ୟୁନାଭାବ ଭୁତାଣୁଦ୍ୱାରା ହୁଏ । ରୋଗ ଆରମ୍ଭ ସମୟରେ ଲକ୍ଷଣ ଜଣାଯାଇ ନ ପାରେ ବା ସାମାନ୍ୟ ଇନ୍ଫ୍ଲୁଏଞ୍ଜା ରୋଗ ଭଳି ଲକ୍ଷଣ ପ୍ରକାଶ ପାଏ । ଏହା ପଶ୍ଚାତ ବହୁତ ଦିନ ଧରି କୌଣସି ଲକ୍ଷଣ ଦେଖାଯାଏ ନାହିଁ । ସମୟକ୍ରମେ ଇମ୍ମ୍ୟୁନିଟି ବିଭାଗକୁ ଦୁର୍ବଳ କରିଦେବା ଫଳରେ ଯକ୍ଷ୍ମା ତଥା ଅନ୍ୟାନ୍ୟ ସଂକ୍ରମଣ ଓ ଅର୍ବୁଦ ଦେଖାଯାଏ ଯାହା ଇମ୍ମ୍ୟୁନିଟି ଥିବା ଲୋକଙ୍କଠାରେ ଦେଖାଯାଏ ନାହିଁ । ବିଳମ୍ବିତ ଲକ୍ଷଣ ବାହାରିଲେ ଏଡସ୍ କୁହାଯାଏ । ଏହି ସମୟରେ ଓଜନ ହ୍ରାସ ହୁଏ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଗୌରହରି ଦାସ (ଜନ୍ମ: ୯ ଅକ୍ଟୋବର ୧୯୬୦) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ସ୍ତମ୍ଭକାର । ଇତିମଧ୍ୟରେ ତାଙ୍କର ପ୍ରାୟ ପଚାଶ ଖଣ୍ଡ ପୁସ୍ତକ ପ୍ରକାଶିତ ହୋଇଛି । ସଂପ୍ରତି ସେ ଓଡ଼ିଆ ଖବରକାଗଜ ସମ୍ବାଦର ସାହିତ୍ୟ ସମ୍ପାଦକ ଏବଂ କଥା ପତ୍ରିକାର ସମ୍ପାଦକ ଭାବେ କାର୍ଯ୍ୟ କରନ୍ତି । ସେ "ସମ୍ବାଦ ସ୍କୁଲ୍ ଅଫ୍ ମିଡିଆ ଆଣ୍ଡ କଲ୍ଚର" ଶିକ୍ଷାନୁଷ୍ଠାନର ଅଧ୍ୟକ୍ଷ । ପୂର୍ବରୁ ସେ କେନ୍ଦ୍ର ସାହିତ୍ୟ ଅକାଦେମିର ଓଡ଼ିଆ ଭାଷା ଉପଦେଷ୍ଟା ମଣ୍ଡଳୀର ଆବାହକ ତଥା ଏହାର କାର୍ଯ୍ୟନିର୍ବାହୀ ପରିଷଦର ସଦସ୍ୟ ଥିଲେ । ତାଙ୍କର ସାହିତ୍ୟ ରଚନା ନିମନ୍ତେ ଅନ୍ୟାନ୍ୟ ପୁରସ୍କାର ଓ ସମ୍ମାନ ସମେତ ସେ ସେ ୨୦୧୨ ମସିହାରେ "କଣ୍ଟା ଓ ଅନ୍ୟାନ ଗଳ୍ପ" ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଏବଂ ୨୦୦୧ ରେ "ନିଜ ସାଙ୍ଗେ ନିଜର ଲଢ଼େଇ" ପାଇଁ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ତାଙ୍କର "ବାଘ ଓ ଅନ୍ୟାନ୍ୟ ଗଳ୍ପ" ଗଳ୍ପସଂକଳନ ନିମନ୍ତ ସେ ୨୦୨୨ ମସିହାରେ ଶାରଳା ପୁରସ୍କାର ପାଇଁ ମନୋନୀତ ହୋଇଥିଲେ ।
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଓଡ଼ିଶା ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ପ୍ରଦୂଷଣ ହେଉଛି ପ୍ରାକୃତିକ ପରିବେଶରେ ପ୍ରଦୂଷକ ପଦାର୍ଥର ପରିଚୟ, ଯାହା ସ୍ୱାଭାବିକ ପ୍ରକୃତିରେ ପ୍ରତିକୂଳ ପରିବର୍ତ୍ତନ ଆଣିଥାଏ । ପ୍ରଦୂଷଣ ରାସାୟନିକ ପଦାର୍ଥ ବା ଶକ୍ତିର ରୂପ ନେଇପାରେ, ଯେପରିକି ଶବ୍ଦ, ଉତ୍ତାପ କିମ୍ବା ଆଲୋକ । ପ୍ରଦୂଷଣ, ପ୍ରଦୂଷଣର ଉପାଦାନ, ବିଦେଶୀ ପଦାର୍ଥ/ଶକ୍ତି କିମ୍ବା ପ୍ରାକୃତିକ ଭାବରେ ଘଟୁଥିବା ପ୍ରଦୂଷକ ହୋଇପାରେ । ପ୍ରଦୂଷଣ ପ୍ରାୟତଃ ଏକ ନିର୍ଦ୍ଧିଷ୍ଟ ଉତ୍ସ କିମ୍ବା ବହୁ ଉତ୍ସଜନିତ ପ୍ରଦୂଷଣ ଭାବରେ ଶ୍ରେଣୀଭୁକ୍ତ ହୋଇଥାଏ । ୨୦୧୫ରେ, ପ୍ରଦୂଷଣରେ ବିଶ୍ୱରେ ୯ ନିୟୁତ ଲୋକ ପ୍ରାଣ ହରାଇଥିଲେ। ପ୍ରଦୂଷଣର ମୁଖ୍ୟ ରୂପଗୁଡ଼ିକ ହେଲା: ବାୟୁ ପ୍ରଦୂଷଣ, ଆଲୋକ ପ୍ରଦୂଷଣ, ଆବର୍ଜନାର ଦୁରୁପବ୍ୟବହାର, ଶବ୍ଦ ପ୍ରଦୂଷଣ, ପ୍ଲାଷ୍ଟିକ ପ୍ରଦୂଷଣ, ମୃତ୍ତିକା ପ୍ରଦୂଷଣ, ରେଡିଓଆକ୍ଟିଭ୍ ପ୍ରଦୂଷଣ, ତାପଜ ପ୍ରଦୂଷଣ, ଦୃଷ୍ଟି ପ୍ରଦୂଷଣ ଏବଂ ଜଳ ପ୍ରଦୂଷଣ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ମାଳଦ୍ୱୀପ (ଆନୁଷ୍ଠାନିକ ଭାବରେ ମାଳଦ୍ୱୀପ ଗଣରାଜ୍ୟ) ଦକ୍ଷିଣ ଏସିଆର ଏକ ସର୍ବଭୌମ ରାଷ୍ଟ୍ର । ଏହା ଭାରତ ମହାସାଗରର ଆରବ ମହାସାଗରରେ ଅବସ୍ଥିତ ଏକ ଦ୍ୱୀପପୁଞ୍ଜ ଏବଂ ଏକ ଛୋଟ ଦେଶ । ଏହା ଶ୍ରୀଲଙ୍କା ଏବଂ ଭାରତର ଦକ୍ଷିଣ-ପଶ୍ଚିମ ଦିଗରେ ଅବସ୍ଥିତ । ଏସିଆ ମହାଦେଶର ମୁଖ୍ୟ ସ୍ଥଳଭୁମିରୁ ଏହା ପ୍ରାୟ ୭୦୦ କିଲୋମିଟର (୪୩୦ ମାଇଲ୍) ଦୂରରେ ସ୍ଥିତ । ପ୍ରାୟ ୨୯୮ ବର୍ଗ କିଲୋମିଟର (୧୧୫ ବର୍ଗ ମାଇଲ) ବ୍ୟାପିଥିବା ଏକ ଅଞ୍ଚଳକୁ ନେଇ ମାଳଦ୍ୱୀପ ହେଉଛି ବିଶ୍ୱର ସବୁଠାରୁ ଭୌଗୋଳିକ ଭାବରେ ବିସ୍ତୃତ ସାର୍ବଭୌମ ରାଜ୍ୟ ତଥା ଭୂମି କ୍ଷେତ୍ର ଏବଂ ଜନସଂଖ୍ୟା ଅନୁଯାୟୀ କ୍ଷୁଦ୍ରତମ ଏସୀୟ ଦେଶ । ଏହାର ଜନସଂଖ୍ୟା ପ୍ରାୟ ୫୧୫,୬୯୬ । ମାଲେ ମାଳଦ୍ୱୀପର ରାଜଧାନୀ ଏବଂ ସର୍ବାଧିକ ଜନବହୁଳ ସହର ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ । ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ସେଥିରୁ ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ଗୋପାଳ ଚନ୍ଦ୍ର ପ୍ରହରାଜ (୨୭ ସେପ୍ଟେମ୍ବର ୧୮୭୪-୧୬ ମଇ ୧୯୪୫) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଭାଷାବିଦ୍, ଲେଖକ, ବିଶ୍ୱକୋଷକାର ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ହୋଇଥିଲା । ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ସନ୍ଥକବି ଭୀମ ଭୋଇ ଭୀମ ଭୋଇ (୧୮୫୦-୧୮୯୫ ) ରେଢ଼ାଖୋଲ ର ମଧୁପୁର ଗ୍ରାମ ରେ ଜନ୍ମ ଗ୍ରହଣ କରିଥିଲେ ।ଭୀମ ଭୋଇ ଜଣେ ଓଡ଼ିଆ କବି ଓ ମହିମା ଧର୍ମର ପ୍ରଚାରକ ଥିଲେ । ତାଙ୍କର ରଚନା ଗୁଡ଼ିକରେ ମାନବ ଧର୍ମ, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରାଯାଇଅଛି । ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତାବଳୀ ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" କବିତା ଅନ୍ୟତମ । ତାଙ୍କ ସମସାମୟିକମାନଙ୍କ କବିତାସବୁ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବିଷୟରେ ହୋଇଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଓ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ପ୍ରଚଳନ ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନ ନିମନ୍ତେ ସେ ଶହଶହ ଛାନ୍ଦ, ଚଉପଦୀ ଓ ଚଉତିଶା ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ବହିଗୁଡ଼ିକ ମଧ୍ୟରେ "ସ୍ତୁତିଚିନ୍ତାମଣି", "ହଲିଆ ଗୀତ", "ଡାଲଖାଈ", "ରସରକେଲି", "ଜାଇଫୁଲ", "ବ୍ରହ୍ମ ନିରୂପଣ ଗୀତା", "ଆଦିଅନ୍ତ ଗୀତା", "ଅଷ୍ଟକ ବିହାରୀ ଗୀତା", "ନିର୍ବେଦ ସାଧନା", "ଶ୍ରୁତିନିଷେଧ ଗୀତା", "ମନୁସଭାମଣ୍ଡଳ", "ଗୃହଧର୍ମ" ଓ "ମହିମାବିନୋଦ" । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ସୁରକ୍ଷିତ । ତାଙ୍କ ରଚିତ ବହିଗୁଡ଼ିକ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଅଭିମନ୍ୟୁ ଜଣେ ହିନ୍ଦୁ ପୁରାଣ ବ୍ୟକ୍ତିତ୍ୱ । ହିନ୍ଦୁ ପୁରାଣ ମହାଭାରତ ଅନୁସାରେ ସେ ପିତା ଅର୍ଜୁନଙ୍କ ଔରସରୁ ଓ ମାତା ସୁଭଦ୍ରାଙ୍କ ଗର୍ଭରୁ ଜନ୍ମ ନେଇଥିଲେ । ମାତା ସୁଭଦ୍ରାଙ୍କ ଗର୍ଭରେ ଥିଲା ବେଳେ ଶୁଣି କରି ଚକ୍ରବ୍ୟୁହକୁ ଭେଦ କରିବାର ବାଟ ଜାଣିଯାଇଥିଲେ । କିନ୍ତୁ ଫେରିବାର ବାଟ ଜଣା ନଥିବାରୁ ସେ ସେଥିରୁ ମୁକୁଳି ନ ପାରି କୌରବମାନଙ୍କ ହାତରେ ନିହତ ହୋଇଥିଲେ ।
ସୂର୍ଯ୍ୟ ଏବଂ ଏହା ଅନ୍ତର୍ଗତ ୮ଟି ଗ୍ରହ, ନକ୍ଷତ୍ର, ଗ୍ରହାଣୁପୁଞ୍ଜ ଇତ୍ୟାଦିଙ୍କୁ ନେଇ ସୌରଜଗତ ଗଠିତ । ୮ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହସ୍ପତି, ଶନି, ୟୁରେନସ୍ ଓ ନେପଚୁନ୍ ସୂର୍ଯ୍ୟକୁ ଅଣ୍ଡାକାର ପଥରେ ପରିକ୍ରମା କରନ୍ତି। ଆଗରୁ ଗ୍ରହ କୁହାଯାଉଥିବା ପ୍ଲୁଟୋକୁ ଏବେ ଗ୍ରହ ମାନ୍ୟତାରୁ ବାହାର କରି ବାମନ ଗ୍ରହ କୁହାଯାଉଛି। ସୂର୍ଯ୍ୟଙ୍କ ନିକଟତମ ୪ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ ଓ ମଙ୍ଗଳ ମୁଖ୍ୟତଃ କଠିନ ହୋଇଥିବା ସ୍ଥଳେ ଦୂରବର୍ତ୍ତୀ ୪ଟି ଗ୍ରହ ଯଥା ବୃହସ୍ପତି, ଶନି, ଦାନବ ଗାସୀୟ ପିଣ୍ଡ ଏବଂ ୟୁରେନସ୍ ଓ ନେପଚୁନ୍ ବରଫ ଗ୍ରହ ଭାବରେ ପରିଚିତ।
କଣ୍ଡୋମ (ଇଂରାଜୀ ଭାଷାରେ condom) ଏକ ମୁଣି ଆକାରର ଏକ ପ୍ରତିବନ୍ଧ ଉପକରଣ (barrier device) ଯାହା ଯୌନ ସମ୍ଭୋଗ (sexual intercourse) ସମୟରେ ଗର୍ଭାଧାନ ସମ୍ଭାବନା ଓ ଯୌନସଞ୍ଚାରିତ ସଂକ୍ରମଣ (sexually transmitted infection ବା STIs) ରୋକିବା ନିମନ୍ତେ ବ୍ୟବହାର କରାଯାଏ । ଏଥି ନିମନ୍ତେ ଉଭୟ ପୁରୁଷ ଓ ମହିଳା କଣ୍ଡୋମ (female condom) ମିଳେ । ସଠିକ ଭାବରେ ପ୍ରତ୍ୟେକ ନାରୀ-ପୁରୁଷ ସମ୍ଭୋଗ ସମୟରେ ପୁରୁଷ ସାଥୀ କଣ୍ଡୋମ ବ୍ୟବହାର କଲେ ମାତ୍ର ୨% ଗର୍ଭାଧାନ ହାର ହୁଏ । କିନ୍ତୁ ସାଧାରଣ ବ୍ୟବହାରରେ ଏହି ହାର ପ୍ରାୟ ବାର୍ଷିକ ୧୮% ହୁଏ । କଣ୍ଡୋମ ବ୍ୟବହାର କଲେ ଗନରିଆ, କ୍ଲାମିଡିଆ (chlamydia), ଟ୍ରାଇକୋମୋନିଆସିସ୍, ହେପାଟାଇଟିସ ବି ଓ ଏଚଆଇଭି/ଏଡସ ଇତ୍ୟାଦି ରୋଗ ସଙ୍କଟ ଅନେକ ପରିମାଣରେ କମିଯାଏ । କିଛି ପରିମାଣରେ ସୁରକ୍ଷା ମିଳୁଥିବା ଅନ୍ୟ କେତେକ ରୋଗମାନଙ୍କ ନାମ ଜେନିଟାଲ ହର୍ପିସ (genital herpes), ହ୍ୟୁମାନ ପାପିଲୋମା ଭୁତାଣୁ (human papillomavirus ବା HPV) ଓ ସିଫିଲିସ୍ ।ସମ୍ଭୋଗ ପୂର୍ବରୁ ଉତ୍ଥିଥ ପୁରୁଷାଙ୍ଗ (erect penis) ଉପରେ ପୁରୁଷ କଣ୍ଡୋମ ଗୁଡ଼େଇ ଦେବାଫଳରେ ମହିଳା ଯୌନାଙ୍ଗରେ ବୀର୍ଯ୍ୟ ପ୍ରବେଶକୁ ଅବରୋଧ କରେ । ପୁରୁଷ କଣ୍ଡୋମ ଲେଟେକ୍ସରୁ (latex) ଓ ସ୍ୱଳ୍ପ ମାତ୍ରାରେ ପଲିୟୁରିଥେନ (polyurethane) ବା ମେଣ୍ଢାଛୁଆ ଅନ୍ତନଳୀରୁ ତିଆରି ହୁଏ ।
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ପ୍ରାଣବନ୍ଧୁ କର (୧ ଡିସେମ୍ବର ୧୯୧୪ - ୩୦ ମାର୍ଚ୍ଚ ୧୯୯୮) ଜଣେ ଅଧ୍ୟାପକ, ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ତାଙ୍କ ରଚିତ କେତେକ ଜଣାଶୁଣା ରଚନା ମଧ୍ୟରେ ଅଶାନ୍ତ, ଶ୍ୱେତପଦ୍ମା ଆଦି ନାଟକ, ଦୂରପାହାଡ଼ ଓ ପେଟୁ ଏକାଙ୍କିକା, ଷଣ୍ଢ ଲଢେଇ ଓ ସୁଅ ମୁହଁରେ ପଥର ଆଦି ଗଳ୍ପ ଅନ୍ୟତମ । କର କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ମାଟିର ମଣିଷ, ଫକୀରମୋହନଙ୍କ ମାମୁ, ପ୍ରାୟଶ୍ଚିତ, ଛ ମାଣ ଆଠ ଗୁଣ୍ଠ, ହରେକୃଷ୍ଣ ମହତାବଙ୍କ ଟାଉଟର ଓ ଫତୁରାନନ୍ଦଙ୍କ ନାକଟା ଚିତ୍ରକରର ନାଟ୍ୟରୂପ ଦେଇଥିଲେ । ତାଙ୍କର ଅଶାନ୍ତ ନାଟକ ନିମନ୍ତେ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ସ୍ନାୟୁ ସଂହାର ନାଟକ ନିମନ୍ତେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ଇତମାଦ - ଉଦ-ଦଉଲାହ କବରଗୃହ(ଉର୍ଦ୍ଦୁ: اعتماد الدولہ کا مقبرہ, I'timād-ud-Daulah kā Maqbara) ଭାରତର ରାଜ୍ୟ ଉତ୍ତର ପ୍ରଦେଶର ଆଗ୍ରା ନିକଟସ୍ଥ ଏକ ମୋଗଲ କାଳୀନ କବର-ଗୃହ । ଏହାକୁ ବହୁବାର "ଅଳଙ୍କାର ବାକ୍ସ"(jewel box) ଭାବେ ସମ୍ବୋଧିତ କରାଯାଏ, କେବେ କେବେ "ଛୋଟ ତାଜ ମହଲ"(Baby Tāj) ମଧ୍ୟ କୁହାଯାଏ । ଏହି କବର-ଗୃହକୁ ତାଜ୍ ମହଲର ପୂର୍ବ-ସଂସ୍କରଣ ଭାବେ ବିବେଚନା କରାଯାଇଥାଏ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।