ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଗାଲିଲିଓଙ୍କ ଜନ୍ମ , ପିସାଠାରେ (ଫେବ୍ରୁୟାରୀ ୧୫ , ୧୫୬୪) ହେଇଥିଲା । (ଠିକ ସେହି ବର୍ଷ ୱିଲିୟମ ସେକ୍ସପିଅରଙ୍କ ମଧ୍ୟ ଜନ୍ମ ହୋଇଥିଲା) ଗାଲିଲିଓ ନିଜ ଛଅ ଭାଇ ଓ ଭଉଣୀଙ୍କ ଭିତରେ ବଡ ଥିଲେ । ଗାଲିଲିଓଙ୍କ ପିତା, ଭିନସେଞ୍ଜୋ ଗାଲିଲି (Vincenzo Galilei), ଇଟାଲୀର ପିସାଠାରେ ପଶମ ବ୍ୟବସାୟ କରୁଥିଲେ । ସମ୍ଭ୍ରାନ୍ତ ବଂଶରେ ଜନ୍ମ ହୋଇ ସୁଦ୍ଧା, ଆର୍ଥିକ ଅନଟନ ଯୋଗୁଁ ତାଙ୍କ ପିତା କୁଳ ଗୌରବ ରକ୍ଷାକରି ନପାରି ସଙ୍ଗୀତ ରଚନା କରି ପରିବାର ପରିପୋଷଣ କରୁଥାନ୍ତି । ଶେଷରେ ସେ ବ୍ୟବସାୟରେ ପଶିଲେ । ଗାଲିଲିଓ ସେତେବେଳେ ଛୋଟପିଲା ହୋଇଥିଲେ ମଧ୍ୟ ସଙ୍ଗୀତକୁ ଆଦରି ନେଲେ । ବଂଶୀ ବଜାଇ ଓ ଗୀତଗାଇ ସେ ସମସ୍ତଙ୍କୁ ମୁଗ୍ଧ କରି ଦେଉଥିଲେ । ସେ ଚିତ୍ର ଅଙ୍କିବାରେ ପାରଦର୍ଶୀ ଥିଲେ । ପିଲାଙ୍କ ପାଇଁ ଖେଳଣା ଓ କଣ୍ଢେଇ ମଧ୍ୟ ତିଆରି କରୁଥିଲେ । ଯିଏ ଦେଖୁଥିଲା ତାଙ୍କ ହାତର ପ୍ରଶଂସା ନକରି ରହିପାରୁନଥିଲା ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଶ୍ରୀନିବାସ ରାମାନୁଜନ (pronunciation ) (୨୨ ଡିସେମ୍ବର ୧୮୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ 'ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭା ଦ୍ବାରା ନିର୍ମିତ) । ଏହା ଲୋକଙ୍କ ଦ୍ବାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS-CoV-2) ସୃଷ୍ଟି ହୋଇଥିବା ସଂକ୍ରାମକ ରୋଗ କରୋନାଭୂତାଣୁର ବିଶ୍ୱବ୍ୟାପୀ ମହାମାରୀ ୨୦୧୯ (କୋଭିଡ-୧୯/COVID-19) ପ୍ରଥମେ ୨୦୨୦ ମାର୍ଚ୍ଚ ୧୬ ତାରିଖରେ ଓଡ଼ିଶାରେ ବ୍ୟାପିଥିବା କଥା ନିଶ୍ଚିତ ହୋଇଥିଲା । ପ୍ରଥମ ସଂକ୍ରମିତ ରୋଗୀ ଇଟାଲୀରୁ ନୂଆ ଦିଲ୍ଲୀ ଦେଇ ଫେରିଥିବା ଜଣେ ଓଡ଼ିଆ । ରୋଗ ଚିହ୍ନଟ ହେବା ପରେ ସେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସପିଟାଲରେ ଚିକିତ୍ସିତ ହୋଇ ଅପ୍ରେଲ ୩ ତାରିଖ ଦିନ ସୁସ୍ଥ ହୋଇ ବାହାରିଥିଲେ । ଅପ୍ରେଲ ୪ ତାରିଖ ସୁଦ୍ଧା ଓଡ଼ିଶାର ମୋଟ ରୋଗୀ ସଂଖ୍ୟା ୨୦ ହୋଇଥିଲା । ଆଗରୁ ସମଗ୍ର ଭାରତରେ ୨୦୨୦ ଅପ୍ରେଲ ୨୪ରୁ ଅପ୍ରେଲ ୧୪ ଯାଏ ଲାଗୁ ହୋଇଥିବା ତାଲାବନ୍ଦ (ଲକଡାଉନ) ଭିତରେ କୋଭିଡ-୧୯ ଅଧିକ ବ୍ୟାପିବାରୁ ରୋକିବା ପାଇଁ ଓଡ଼ିଶା ସରକାର ଭୁବନେଶ୍ୱର, କଟକ ଓ ଭଦ୍ରକ ୪୮ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ ଅପ୍ରେଲ ୪ ତାରିଖ ଦିନ ନିଷ୍ପତ୍ତି ନେଇଥିଲେ ।ଓଡ଼ିଶା ୨୦୨୦ ମାର୍ଚ୍ଚ ମାସ ଆରମ୍ଭରେ କୋଭିଡ-୧୯ ସଂକ୍ରମଣକୁ ରୋକିବା ପାଇଁ ପ୍ରସ୍ତୁତି ହେବା ଆରମ୍ଭ କରିଥିଲା । ଏହି ମହାମାରୀର ପରିଚାଳନା ପାଇଁ ଓଡ଼ିଶା ସରକାର ଓଡ଼ିଶା କୋଭିଡ-୧୯ ନିୟମାବଳୀ, ୨୦୨୦ ଲାଗୁକରିବା ସହ ଏହି ଉଦ୍ଦେଶ୍ୟରେ ଗଠିତ କୋଭିଡ-୧୯ ମୁକାବିଲା କମିଟିର ମୁଖ୍ୟ ଭାବେ ସୁବ୍ରତ ବାଗଚୀଙ୍କୁ ନିଯୁକ୍ତି ଦେଇଥିଲେ ।ଏହାଛଡା କରୋନା ସଂକ୍ରମଣ ଏବଂ ତଜ୍ଜନିତ ତାଲାବନ୍ଦ ଭଳି ଅଭାବନୀୟ ପରିସ୍ଥିତିରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଆମଦାନି ତଥା ରପ୍ତାନୀ ନିୟନ୍ତ୍ରଣ କରିବା ସହ ଲକଡାଉନ ବା ସଟଡାଉନ ଭଳି ପରିସ୍ଥିତିରେ ଆଇନ ଉଲ୍ଲଙ୍ଘନକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନକୁ ଆଇନ ସମ୍ମତ କରିବା ନିମିତ୍ତ ଓଡ଼ିଶା ସରକାରଙ୍କଦ୍ୱାରା ପ୍ରଣୀତ "The Epidemic Diseases (Amendment) Ordinance, 2020" ଅଧ୍ୟାଦେଶ ଏପ୍ରିଲ ୭ ତାରିଖରେ ରାଜ୍ୟପାଳଙ୍କ ସ୍ୱୀକୃତି ଲାଭ କରିଛି ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଶ୍ରୀ ଅରବିନ୍ଦ (ବଙ୍ଗାଳୀ - শ্রী অরবিন্দ - Sri Ôrobindo) ହେଉଛନ୍ତି ଏକାଧାରରେ ଜଣେ ଯୋଗୀ, ଗୁରୁ, କ୍ରାନ୍ତିକାରୀ, ସ୍ୱାଧୀନତା ସଂଗ୍ରାମୀ, ଦାର୍ଶନିକ ତଥା କବି । ସେ ୧୫ ଅଗଷ୍ଟ ୧୮୭୨ ମସିହାରେ ଇଂରେଜ ଶାସନାଧୀନ ଭାରତର କଲିକତା ନଗରରେ ଭୂମିଷ୍ଠ ହୋଇଥିଲେ । ମାନବ ଜାତିର ପୂର୍ଣାଙ୍ଗ ଅଭ୍ୟୁଦୟ ସମ୍ବନ୍ଧରେ ନିଜର ଦର୍ଶନ ବିକଶିତ ହେବା ଆଗରୁ ସେ ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଯୋଗଦାନ କରି ସେ ଜଣେ ମହାନ ନେତା ହିସାବରେ ପରିଚିତ ହୋଇ ଅଛନ୍ତି। ସେ ସଶସ୍ତ୍ର ସଂଗ୍ରାମରେ ବିଶ୍ୱାସୀ ଥିଲେ । ଶ୍ରୀ ଅରବିନ୍ଦଙ୍କ ଦର୍ଶନର ମୂଳ ତତ୍ତ୍ୱ ହେଉଛି ସାଧାରଣ ମାନବ ଜୀବନକୁ ଦିବ୍ୟ ଜୀବନରେ ରୂପାନ୍ତରଣ କରିବା । ସେ କହିଛନ୍ତି, ‘ମଣିଷ ହେଉଛି ଏକ ବିକାଶୋନ୍ମୁଖୀ ସତ୍ତା। ସେ ପୂର୍ଣ ବିକଶିତ ନୁହେଁ। ମାନସରୁ ଅତିମାନସ ପର୍ଯ୍ୟନ୍ତ ବିକାଶ ହେଉଛି ବିଶ୍ୱ ଚେତନା ଉତ୍ତରଣର ପରବର୍ତୀ ମାଇଲ ଖୁଣ୍ଟ । ଆଉ ଏହା ଅତି ଆବଶ୍ୟକ କାରଣ ଏହା ହେଉଛି ଅନ୍ତରାତ୍ମାର ମୂଳ ଉଦ୍ଦେଶ୍ୟ ଓ ନୈସର୍ଗିକ ନିୟମ।’ ଏହିପରି ଭାବରେ ଶ୍ରୀ ଅରବିନ୍ଦ ‘ମୁକ୍ତି’କୁ ଏକ ଭିନ୍ନ ରୂପରେ ପ୍ରତି ପାଦନ କରିଛନ୍ତି, ଯାହା ବୈୟକ୍ତିକ ନୁହେଁ ବରଂ ସାମଗ୍ରିକ, ସମ୍ପୂର୍ଣ ମାନବ ସମାଜର ଉତ୍ତରଣରେ ବିଶ୍ୱାସୀ। ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦର୍ଶନ, ଧର୍ମ, ସାହିତ୍ୟ ଓ ମନୋବିଜ୍ଞାନର ସମନ୍ୱୟ ଶ୍ରୀ ଅରବିନ୍ଦଙ୍କ ଲେଖାରେ ଦେଖିବାକୁ ମିଳେ। ଶ୍ରୀ ଅରବିନ୍ଦଙ୍କ କୃତି ଭିତରେ ଦର୍ଶନ, କାବ୍ୟ, ବେଦ, ଉପନିଷଦ ଏବଂ ଗୀତା ଆଦିର ଅନୁବାଦ ଓ ଟୀକା, ନାଟକ, ସାମାଜିକ, ରାଜନୈତିକ ଓ ଐତିହାସିକ ସମାଲୋଚନା, ଆଧ୍ୟାତ୍ମିକ ଲେଖା, ପତ୍ର ପତ୍ରିକା ଓ ପତ୍ରାବଳୀ ଆଦି ଅନ୍ତର୍ଭୁକ୍ତ। ତାଙ୍କର ସାହିତ୍ୟିକ ସୃଷ୍ଟି ଦର୍ଶନ, କାବ୍ୟ ଓ ନାଟକୀୟତାରେ ଏକ ମଧୁର ସମନ୍ୱୟରେ ସୁଗଠିତ ଯାହା କିଞ୍ଚିତ୍ ଜଟିଳ, ଓ ସହଜରେ ବୋଧଗମ୍ୟ ନୁହେଁ। ତାଙ୍କର କତିପୟ ରଚନା ବଳି ନିମ୍ନରେ ପ୍ରଦତ୍ତ ହେଲା। ଦ ଲାଇଫ ଡିଭାଇନ The Life Divine (1940), ଦ ହ୍ୟୁମାନ ସାଇକଲ The Human Cycle (1949), ଦ ଆଇଡିଆଲ ଅଫ ହ୍ୟୁମାନ ୟୁନିଟି The Ideal of Human Unity (1949), ଅନ ଦି ବେଦ On the Veda (1956), କଲେକ୍ଟେଡ ପଏମସ ଏଣ୍ଡ ପ୍ଲେଜCollected Poems and Plays (1942), ଏସେଜ ଅନ ଦି ଗୀତାEssays on the Gita (1928), ଦ ସିନ୍ଥେସିସ ଅନ ଯୋଗ The Synthesis of Yoga (1948), and ସାବିତ୍ରୀ : ଏ ଲିଜେଣ୍ଡ ଏଣ୍ଡ ଏ ସିମ୍ବଲ Savitri: A Legend and a Symbol (1950).
ଗୁଗ୍ଲୈଲୋମ ମାର୍କୋନୀ(୧୮୭୪ ଏପ୍ରିଲ ୨୫ - ୧୯୩୭ ଜୁଲାଇ ୨୦) ଜଣେ ଇଟାଲୀୟ ଉଦ୍ଭାବକ।ତାଙ୍କୁ ଦୂରବର୍ତ୍ତୀ ରେଡ଼ିଓର ସ୍ରଷ୍ଟା ବୋଲି କୁହାଯାଏ।ସେ ମାର୍କୋନୀ ଆଇନ ଏବଂ ରେଡିଓ ଟେଲିଗ୍ରାଫ ବ୍ୟବସ୍ଥା ଉଦ୍ଭାବନ କରିଥିଲେ।ତାଛଡା ରେଡ଼ିଓ ଉଦ୍ଭାବନର ଶ୍ରେୟ ମଧ୍ୟ ତାଙ୍କୁ ମିଳିଥିଲା।ମାର୍କୋନୀ ବହୁତ କମ ପାଠ ପଢିଥିଲେ।ସେ ନିଜ ପିତାଙ୍କର ଥିବା ଲାଇବ୍ରେରୀରେ ଥିବା ପୁସ୍ତକ ପଢି ଅଧିକ ଜ୍ଞାନ ଆହାରଣ କରିଥିଲେ।ସେ ବିଦ୍ୟୁତ ଉପରେ ଥିବା ତଥ୍ୟ ପୁସ୍ତକ ଅଧିକାଂଶ ପଢିଥିଲେ।ଔପଚାରିକ ଶିକ୍ଷା ଗ୍ରହଣ କରିବା ପାଇଁ ସେ ବାଲୋଗ୍ନା ବିଶ୍ୱବିଦ୍ୟାଳୟକୁ ଯାଇଥିଲେ।ପରେ ସେ ବିଶିଷ୍ଟ ବୈଜ୍ଞାନିକ ଅଗଷ୍ଟୋ ରିଘିଙ୍କ ଅଧିନରେ ପାଠପଢିବା ସହ ଇଲେକ୍ଟୋମ୍ୟାଗ୍ନେଟିକ ୱ୍ଏଭ (ବିଦ୍ୟୁତଚୁମ୍ବକୀୟ ତରଙ୍ଗ) ଉପରେ ଗବେଷଣା କଲେ।
ଗ୍ରେଗୋରିଆନ୍ କ୍ୟାଲେଣ୍ଡର ଅନୁଯାୟୀ ଅକ୍ଟୋବର ହେଉଛି ବର୍ଷର ଦଶମ ମାସ, ଏବଂ ସାତୋଟି ୩୧ ଦିନିଆ ମାସ ମଧ୍ୟରୁ ଷଷ୍ଠ ମାସ । ଲାଟିନ୍ ଭାଷାରେ, ଅକ୍ଟୋ (octo) ଅର୍ଥ ହେଉଛି "ଆଠ" । ଜାନୁଆରୀ ଓ ଫେବୃଆରୀ ମାସ ଯୋଡ଼ିହେବା ପୂର୍ବରୁ ଅକ୍ଟୋବର ହିଁ ରୋମାନ୍ କ୍ୟାଲେଣ୍ଡରର ଅଷ୍ଟମ ମାସ ଥିଲା । ଅକ୍ଟୋବର ସାଧାରଣତଃ ଦକ୍ଷିଣ ଗୋଲାର୍ଦ୍ଧର କିଛି ଅଂଶରେ ବସନ୍ତର ଋତୁ ଏବଂ ଉତ୍ତର ଗୋଲାର୍ଦ୍ଧର କିଛି ଅଂଶରେ ଶରତ ଋତୁ ସହିତ ଜଡିତ ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ଟେଣ୍ଡିନୋପାଥି (ଇଂରାଜୀ ଭାଷାରେ Tendinopathy, ଅନ୍ୟ ନାମ tendinitis or tendinosis) ଏକ ପ୍ରକାର ଟେଣ୍ଡନ (tendon) ବା ପେଶୀରଜ୍ଜୁ ରୋଗ ଯେଉଁଥିରେ ଯନ୍ତ୍ରଣା, ଫୁଲା ଓ କର୍ମ ସାଧନ ଅଭାବ ହୁଏ । ଚଳପ୍ରଚଳରେ ଯନ୍ତ୍ରଣା ଅଧିକ ହୁଏ । ସାଧାରଣତଃ ଟେଣ୍ଡିନୋପାଥି ଦଳରେ ରୋଟେଟର କଫ ଟେଣ୍ଡିନାଇଟିସ (rotator cuff tendinitis), ବାଇସେପସ ଟେଣ୍ଡିନାଇଟିସ (biceps tendinitis), ଟେନିସ ଏଲବୋ, ଗଲଫର ଏଲବୋ (golfer's elbow), ଜମ୍ପର ନି (jumper's knee), ଆକିଲେସ ଟେଣ୍ଡିନାଇଟିସ ଅନ୍ତର୍ଭୁକ୍ତ କରାଯାଏ ।ଗୋଟିଏ ବା ପୁନଃପୌନିକ ଆଘାତ ଯୋଗୁ ଏହି ଟେଣ୍ଡିନୋପାଥି ହୁଏ । ଅଧିକ ପରିଶ୍ରମ କରୁଥିବା ବ୍ୟକ୍ତି ଯେପରିକି କୁଲି, ବାଦକ ବା ଖେଳାଳୀମାନଙ୍କର ଏହି ରୋଗ ସଙ୍କଟ ରହେ । ଏହା ସହିତ ଅଳ୍ପ ସଂଖ୍ୟାରେ ସଂକ୍ରମଣ (infection), ଆର୍ଥ୍ରାଇଟିସ, ଗାଉଟ, ଥାଇରଏଡ ରୋଗ (thyroid disease) ଓ ମଧୁମେହ ରୋଗ ମଧ୍ୟ ଏହି ସଙ୍କଟ ଆଣିପାରେ । ଲକ୍ଷଣ, ଶାରୀରିକ ପରୀକ୍ଷା (examination) କରି ରୋଗ ନିର୍ଣ୍ଣୟ କରାଯାଇପାରେ ଓ ଆବଶ୍ୟକ ହେଲେ ମେଡିକାଲ ଇମେଜିଙ୍ଗ (medical imaging) କରାଯାଏ । ଆଘାତ ପାଇବାର କିଛି ସପ୍ତାହ ମଧ୍ୟରେ ଟେଣ୍ଡନର କିଛି ଛିଣ୍ଡା ଅଂଶ ଯୋଗୁ ସାମାନ୍ୟ ପ୍ରଦାହ (inflammation) ତଥା ଦୌର୍ବଲ୍ୟ ରହିଯାଏ ।ଚିକିତ୍ସାରେ ବିଶ୍ରାମ, ଏନଏସଏଆଇଡି (NSAIDs), ସ୍ପ୍ଲିଣ୍ଟ (splinting) ଓ ଫିଜିଓଥେରାପିର (physiotherapy) ସାହାଯ୍ୟ ନିଆଯାଏ । କ୍ୱଚିତ ସ୍ଟିରଏଡ ଇଞ୍ଜେକସନ (steroid injections) ବା ଅପରେଶନ ଆବଶ୍ୟକ ହୁଏ । ପ୍ରାୟ ୮୦% ରୋଗୀ ୬ ମାସ ମଧ୍ୟରେ ଅନେକ ପରିମାଣରେ ଭଲ ହୋଇଯାଆନ୍ତି । ଟେଣ୍ଡିନୋପାଥି ଏକ ସାଧାରଣ ରୋଗ । ବୟସ୍କ ଲୋକ ଏହି ରୋଗର ଅଧିକ ଶିକାର ହୁଅନ୍ତି । ଏହି ବେମାରୀ ଫଳରେ ବହୁତ କର୍ମହାନୀ ହୁଏ ।
ଚାର୍ଲସ୍ ଡାରଉଇନ୍ ହେଉଛନ୍ତି ବିଶ୍ୱବିଖ୍ୟାତ ପ୍ରକୃତିବାଦୀ ଏବଂ ଭୂତତ୍ତ୍ୱବିଜ୍ଞାନୀ | “ବିବର୍ତ୍ତନବାଦ"ର ପୁରୋଧା ଭାବେ ସେ ଅଶେଷ ଖ୍ୟାତ | ସେ ପ୍ରଥମେ ପ୍ରମାଣିତ କରିଥିଲେ ଯେ ପୃଥିବୀର ପ୍ରତ୍ୟେକ ଶ୍ରେଣୀର ପ୍ରାଣୀର ପୁର୍ବଜ ହେଉଛନ୍ତି ଏକ ଅର୍ଥାତ ପ୍ରତ୍ୟେକ ପ୍ରାଣୀର ସୃଷ୍ଟି ଗୋଟିଏ ପ୍ରାଣୀରୁ ହୋଇଅଛି | ଯୁଗ୍ମ ଭାବେ ଡାରଉଇନ୍ ଏବଂ ଆଲଫ୍ରେଡ୍ ରସେଲ୍ ୱାଲେସ ଏକ ବୈଜ୍ଞାନିକ ମତପୋଷଣ କରିଥିଲେ ଯେଉଁଥିରେ ସେ ଦର୍ଶାଇ ଥିଲେ ଯେ ବିବର୍ତ୍ତନବାଦର ଶାଖା ପ୍ରଶାଖାର ନିମନ୍ତେ "ପ୍ରାକୃତିକ ଚୟନ(ନାଚୁରାଲ୍ ସିଲେକ୍ସନ୍ )" ଦାୟୀ |୧୮୫୯ ମସିହାରେ ସେ ଏକ ପୁସ୍ତକ ପ୍ରକାଶ କରିଥିଲେ ଯାହାର ନାମ ଥିଲା "ଅନ୍ ଦି ଅରିଜିନ୍ ଅଫ୍ ସ୍ପେସିଜ୍ '| ଏହି ପୁସ୍ତକଟି ବୈଜ୍ଞାନିକ ସମୁଦାୟ ଏବଂ ସାଧାରଣ ଲୋକଙ୍କ ମଧ୍ୟରେ ଖୁବ୍ ଲୋକପ୍ରିୟ ହୋଇପାରିଥିଲା | ୧୮୭୦ ମସିହା ସୁଦ୍ଧା ବିବର୍ତ୍ତନବାଦକୁ ସମସ୍ତେ ଆପଣେଇପାରିଥିଲେ | ଡାରଉଇନଙ୍କ ବୈଜ୍ଞାନିକ ମତ ପ୍ରାଣୀ ବିଜ୍ଞାନକୁ ଏକ ନୂତନ ଦିଗନ୍ତ ପ୍ରଦାନ କରିଥିଲା | ଏହା ମଧ୍ୟ ଜୀବନର ବିବିଧତାକୁ ଅନେକ ପରିମାଣରେ ବୁଝାଇବାରେ ସକ୍ଷମ ହୋଇପାରିଥିଲା |
ଚନ୍ଦକା ହାତୀ ଅଭୟାରଣ୍ୟ ଏକ ବନ୍ୟପ୍ରାଣୀ ସଂରକ୍ଷଣ ପ୍ରକଳ୍ପ ଯାହା ଭାରତୀୟ ରାଜ୍ୟ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରର ଉତ୍ତର ପଶ୍ଚିମ କୋଣରେ ଅବସ୍ଥିତ । ପୂର୍ବଘାଟ ପର୍ବତମାଳା ଖୋର୍ଦ୍ଧା ପାର୍ବତ୍ୟ ଅଞ୍ଚଳର ଜୈବିକ କ୍ଷେତ୍ରକୁ ଲାଗିକରି ଚନ୍ଦକା ଅଭୟାରଣ୍ୟ ୧୭୫.୭୯ ବର୍ଗ କିଲୋମିଟର (୬୭.୮୭ ବର୍ଗ ମିଟର) ବ୍ୟାପୀ ଖୋର୍ଦ୍ଧା ଓ କଟକ ଜିଲ୍ଲାର ଜଙ୍ଗଲ ଜମି ଓ ଛୋଟବଡ ପାହାଡ଼କୁ ନେଇ ଗଠିତ । ଏହା ଡିସେମ୍ବର ୧୯୮୨ରେ ହାତୀ ଅଭୟାରଣ୍ୟ ଭାବେ ମାନ୍ୟତା ପାଇଥିଲା ।
ସାର୍ ଚନ୍ଦ୍ରଶେଖର ଭେଙ୍କଟ ରମଣ (୭ ନଭେମ୍ବର ୧୮୮୮ - ୨୧ ନଭେମ୍ବର ୧୯୭୦) ଜଣେ ଭାରତୀୟ ପଦାର୍ଥ ବିଜ୍ଞାନୀ ଥିଲେ । ୧୯୩୦ ମସିହାରେ ଆଲୋକ ପ୍ରତିସରଣ ଉପରେ ଗବେଷଣା (ରମଣ ପ୍ରଭାବ) ପାଇଁ ନୋବେଲ ପୁରସ୍କାର ପ୍ରଦାନ କରଯାଇଥିଲା । ସେ ଆବିଷ୍କାର କରିଥିଲେ ଯେ ଆଲୋକ ରଶ୍ମି ଯେତେବେଳେ ଗୋଟିଏ ସ୍ୱଚ୍ଛ ପଦାର୍ଥ ଦେଇ ଅତିିିିକ୍ରମ କରେ , କିଛି ଆଲୋକ ରଶ୍ମି ବିଚ୍ଛୁରିତ ହୋଇଯାନ୍ତି ଏବଂ ତାଙ୍କର ଦୈର୍ଘ୍ୟ ଓ ବିସ୍ତୃତିରେ ପରିବର୍ତ୍ତନ ହୁଏ ।ଏହି ପ୍ରତ୍ୟକ୍ଷ ଭାବେ ପରିପ୍ରକାଶ ଘଟଣାକୁ ରମଣ ବିିିିଚ୍ଛୁରଣ କୁହାଯାଏ, ଯାହାକି ରମଣ ପ୍ରଭାବଦ୍ୱାରା ହୋଇଥାଏ । ୧୯୫୪ରେ ଭାରତ ସରକାର ତାଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିଥିଲେ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଛତ୍ରପତି ଶିବାଜୀ ରାଜ ଭୋଁସଲେ ପଶ୍ଚିମ ଭାରତର ମରାଠା ରାଜ୍ୟର ସ୍ଥାପକ ଓ ଶାସକ ଥିଲେ । ମହାରାଷ୍ଟ୍ରରାଜ୍ୟର ପୁନେ ଜିଲ୍ଲାର ଶିବନର ଗିରିଦୁର୍ଗରେ ୧୬୨୭ ଖ୍ରୀଷ୍ଟାବ୍ଦରେ (ମତାନ୍ତରେ ୧୬୩୦ରେ) ଶିବାଜୀ ଜନ୍ମଗ୍ରହଣ କରିଥିଲେ । ଶିବାଜୀଙ୍କ ପିତାଙ୍କ ନାମ ସାହାଜୀ ଭୋଁସଲା ଓ ମାତାଙ୍କ ନାମ ଜିଜାବାଈ । ସାହାଜୀ ପ୍ରଥମେ ଆହମ୍ମଦନଗରର ସୁଲତାନଙ୍କ ପାଖରେ ଚାକିରୀ କରି ପୁନା (ପୁଣେ) ଜାୟଗିରି ପାଇଥିଲେ । ଆହମ୍ମଦନଗରର ପତନ ପରେ ସାହାଜୀ ବିଜାପୁର ସୁଲତାନଙ୍କ ପାଖରେ ଚାକିରୀ କଲେ । ସାହାଜୀ ପୁନାରୁ ଦୂରରେ ରହି ଚାକିରୀ କରିବାରୁ ଶିବାଜୀ ପିଲାଦିନରେ ମାତାଙ୍କ ପାଖରେ ରହି ବିଦ୍ୟାଶିକ୍ଷା ଲାଭ କରିଥିଲେ । ନିଜ ଜନ୍ମଭୂମିକୁ ବିଦେଶୀମାନଙ୍କ କବଳରୁ ମୁକ୍ତକରିବା ଓ ହିନ୍ଦୁ ଜାତି ଓ ହିନ୍ଦୁ ଧର୍ମକୁ ରକ୍ଷା କରିବା ପାଇଁ ସେ ସଂକଳ୍ପ କରିଥିଲେ ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଓଡ଼ିଶା ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।
ଓଡ଼ିଶୀ ଭାରତରେ ପ୍ରଚଳିତ ଓ ଓଡ଼ିଶାରୁ ଆରମ୍ଭ ହୋଇଥିବା ଏକ ଶାସ୍ତ୍ରୀୟ ନୃତ୍ୟ ଓ ସଙ୍ଗୀତ ପରମ୍ପରା । ଏଥିରେ ଅନ୍ତର୍ଭୁକ୍ତ ଓଡ଼ିଶୀ ନୃତ୍ୟକୁ ଭାରତ ସରକାର ଶାସ୍ତ୍ରୀୟ ନୃତ୍ୟ ଓ ଓଡ଼ିଶୀ ସଙ୍ଗୀତକୁ ଓଡ଼ିଶା ସରକାର ଶାସ୍ତ୍ରୀୟ ସଙ୍ଗୀତ ତାଲିକାଭୁକ୍ତ କରିଛନ୍ତି । ଓଡ଼ିଶା ତତ୍କାଳୀନ କଳିଙ୍ଗର ଅଂଶ ଥିଲା ଓ ଖାରବେଳଙ୍କ ସମୟରେ ଖୋଦିତ ରାଣୀଗୁମ୍ଫା, ସ୍ୱର୍ଗପୁରୀ ଓ ମଞ୍ଚପୁରୀ ଗୁମ୍ଫାର ଗାତ୍ରରେ ଦେଖିବାକୁ ମିଳୁଥିବା ନର୍ତ୍ତକୀମାନଙ୍କର ପ୍ରତିମା ତଥା ହାତୀଗୁମ୍ଫା ଅଭିଲେଖରେ ବର୍ଣ୍ଣିତ ନୃତ୍ୟ ବର୍ତ୍ତମାନର ଓଡ଼ିଶୀ ନୃତ୍ୟର ସହ ସମ୍ବନ୍ଧ ଦର୍ଶାଇଥାଏ । ପ୍ରଥମ ଖ୍ରୀଷ୍ଟପୂର୍ବ କାଳରେ ଆଧୁନିକ ଭୁବନେଶ୍ୱରସ୍ଥିତ ଖଣ୍ଡଗିରି ଓ ଉଦୟଗିରିଠାରେ ଓଡ଼ିଶୀ ଏକ ଉନ୍ନତ ନୃତ୍ୟକଳାରେ ପରିଣତ ହୋଇସାରିଥିଲା । ଭରତ ତାଙ୍କ ରଚିତ ନାଟ୍ୟ ଶାସ୍ତ୍ରରେ କଳିଙ୍ଗ ନୃତ୍ୟ ଶୈଳୀରେ ଓଡ଼ିଶୀ ନୃତ୍ୟ ବାବଦରେ ବର୍ଣ୍ଣନା କରି ଏହାର ନାମ ଓଡ୍ର-ମାଗଧି ବୋଲି ଉଲ୍ଲେଖ କରିଥିଲେ । ଭୁବନେଶ୍ୱରର ପର୍ଶୁରାମେଶ୍ୱର ମନ୍ଦିର, ବୈତାଳ ମନ୍ଦିର, ଶିଶିରେଶ୍ୱର ମନ୍ଦିର, ମାର୍କଣ୍ଡେଶ୍ୱର ମନ୍ଦିର, ମୁକ୍ତେଶ୍ୱର ମନ୍ଦିର, ରାଜରାଣୀ ମନ୍ଦିର, ଲିଙ୍ଗରାଜ ମନ୍ଦିର, ମେଘେଶ୍ୱର ମନ୍ଦିର, ପୁରୀର ଜଗନ୍ନାଥ ମନ୍ଦିର ଏବଂ କୋଣାର୍କର ସୂର୍ଯ୍ୟମନ୍ଦିରର ବର୍ହିଭାଗରେ ଖୋଦିତ ନର୍ତ୍ତକୀ ଓ ନାୟିକାମାନଙ୍କର ଅଙ୍ଗଭଙ୍ଗୀ ଓ ମୁଦ୍ରାରୁ ଓଡ଼ିଶୀ ନୃତ୍ୟର ପରମ୍ପରା ସମୃଦ୍ଧ ହୋଇଥିବା ଜଣାଯାଏ । ପରବର୍ତ୍ତୀ କାଳରେ ଏହି ନୃତ୍ୟ ଦେବଦାସୀ ନୃତ୍ୟ (ମାହାରୀ) ଓ ଗୋଟିପୁଅ ଆଦି ନୃତ୍ୟ ପରମ୍ପରାଦ୍ୱାରା ପରିବେଷିତ ହୋଇଆସୁଛି । ଭାରତ ସ୍ୱାଧୀନ ହେବା ପରେ ଏହି ନୃତ୍ୟ ପରମ୍ପରାର ପୁନରୁଦ୍ଧାର କରାଯାଇ ଓଡ଼ିଶୀ ନାମରେ ନାମକରଣ କରାଗଲା ଓ ୧୯୬୪ ମସିହାରେ ଓଡ଼ିଶୀ ଶାସ୍ତ୍ରୀୟ ନୃତ୍ୟ ମାନ୍ୟତା ପାଇଲା । ଏହି ପଦଃକ୍ଷେପ ପଛରେ ମୁଖ୍ୟତଃ ନୃତ୍ୟଗୁରୁ କାଳୀଚରଣ ପଟ୍ଟନାୟକ, ପଙ୍କଜ ଚରଣ ଦାସ, ଦେବ ପ୍ରସାଦ ଦାସ ଓ କେଳୁଚରଣ ମହାପାତ୍ରଙ୍କ ଭୂମିକା ଅନ୍ୟତମ । ଏହି ନୃତ୍ୟରେ ପଖଉଜ, ବେହେଲା, ଗିନି, ଝାଞ୍ଜ ଓ ବଂଶୀ ଆଦି ବାଦ୍ୟଯନ୍ତ୍ର ବ୍ୟବହାର କରାଯାଏ ।
ସୁନାମି (English: tsunamicode: en is deprecated ; ଏହା Japanese: 津波code: ja is deprecated ରୁ ଆସିଛି("ତ୍ସୁନାମି"ବୋଲି ଉଚ୍ଚାରଣ କରାଯାଏ ) ; ଅର୍ଥ: "ପୋତାଶ୍ରୟରେ ଉଠୁଥିବା ଢେଉ (harbor wave)") ହେଉଛି କ୍ରମାନ୍ୱୟରେ ଆସୁଥିବା ଜଳ-ତରଙ୍ଗ, ଯାହାକି ମୁଖ୍ୟତଃ ହ୍ରଦ କିମ୍ବା ସମୁଦ୍ରରେ ବିଶାଳ ଜଳରାଶିର ସ୍ଥାନାନ୍ତରଣ ଯୋଗୁଁ ହୋଇଥାଏ । ଭୂମିକମ୍ପ, ଅଗ୍ନି ଉଦ୍ଗିରଣ, ଓ ପାଣି ଭିତରେ ହେଉଥିବା ଅନ୍ୟ ବିସ୍ଫୋରଣ, ଭୂ-ସ୍ଖଳନ, ଉଲକାପାତ ଏବଂ ଜଳସ୍ଥର ତଳେ କିମ୍ବା ଉପରେ ହେଉଥିବା ଯେକୌଣସି ଅସ୍ଥିରତା ଯୋଗୁଁ ହିଁ ସୁନାମି ସୃଷ୍ଟି ହୋଇଥାଏ ।ସୁନାମି ସାଧାରଣ ସାମୁଦ୍ରିକ ଢେଉ ନୁହେଁ, କାରଣ ଏହାର "ତରଙ୍ଗ ଦୈର୍ଘ୍ୟ" ବହୁତ ଲମ୍ବା ହୋଇଥାଏ । ଏହା ସାଧାରଣ ଢେଉ ଭାଙ୍ଗିବା ପରି ଦେଖା ନ ଯାଇ ବରଂ କ୍ଷୀପ୍ର ଗତିରେ ଉଠୁଥିବା ଜୁଆର ପରି ଦେଖାଯାଏ, ଏଣୁ ଏହାକୁ ଇଂରାଜୀରେ tidal waves କହନ୍ତି । ସୁନାମି ସାଧାରଣତଃ ତରଙ୍ଗ ଶୃଙ୍ଖଳକୁ ନେଇ ତିଆରି ହୋଇଥାଏ ଓ ଏହାର ଆବର୍ତ୍ତିକାଳ ଗୋଟିଏ ମିନିଟରୁ ଗୋଟିଏ ଘଣ୍ଟା ପର୍ଯ୍ୟନ୍ତ ହୋଇପାରେ । (ଇଂରାଜୀରେ ଏହାକୁ wave train କୁହାଯାଏ) ସୁନାମିର ପ୍ରଭାବ ଉପକୂଳବର୍ତ୍ତୀ ଅଞ୍ଚଳଗୁଡ଼ିକ ମଧ୍ୟରେ ସୀମିତ ଥିଲେ ହେଁ ସେମାନଙ୍କର ଧ୍ୱଂସକାରୀ ଶକ୍ତି ବହୁତ ଅଧିକ ହୋଇଥାଏ ଓ ଏହା ସଂପୂର୍ଣ୍ଣ ମହାସାଗର ତଳକୁ ପ୍ରଭାବିତ କରିପାରେ । ୨୦୦୪ ଭାରତ ମହାସାଗରରେ ହୋଇଥିବା ସୁନାମି, ମାନବ ଇତିହାସରେ ସବୁଠାରୁ ଧ୍ୱଂସକାରୀ ପ୍ରକୃତିକ ବିପର୍ଜୟ ଥିଲା । ଏଥିରେ ଭାରତ ମହାସାଗରରେ ଥିବା ୧୪ଟି ଦେଶରେ ୨୩୦,୦୦୦ରୁ ଊର୍ଦ୍ଧ୍ୱ ଲୋକଙ୍କର ପ୍ରାଣହାନୀ ହୋଇଥିଲା । ଖ୍ରୀ.ପୂ.
ପୁଲୱାମା ଆକ୍ରମଣ ୧୪ ଫେବୃୟାରୀ ୨୦୧୯ ମସିହାରେ ହୋଇଥିଲା । ଏହି ଆକ୍ରମଣରେ କିଛି ଭାରତୀୟ ସୈନ୍ୟବାହିନୀଙ୍କୁ (CRPF) ନେଇ ଜମ୍ମୁ ଶ୍ରୀନଗର ଜାତୀୟ ରାଜପଥରେ ଯାଉଥିବା ଏକ ପ୍ରତିରକ୍ଷା ବାହିନୀ ଗାଡ଼ିକୁ ଜଣେ ଆତ୍ମଘାତୀ ବିସ୍ଫୋରଣକାରୀଦ୍ୱାରା ଅବନ୍ତିପୁରା ନିକଟସ୍ଥ ଲେଥପୋରା, ପୁଲୱାମା ଜିଲ୍ଲା, ଜମ୍ମୁ ଓ କାଶ୍ମୀରଠାରେ ଆକ୍ରମଣ କରାଯାଇଥିଲା । ଏଥିରେ ୪୬ଜଣ ସିଆରପିଏଫ ସୈନ୍ୟ ଶହୀଦ ହୋଇଥିଲେ, ଏଥି ସହ ବିସ୍ଫୋରଣକାରୀର ମଧ୍ୟ ମୃତ୍ୟୁ ଘଟିଥିଲା । ଏହି ଆକ୍ରମଣକୁ ପାକିସ୍ତାନରେ ଥିବା ଏକ ଇସଲାମ ସଙ୍ଗଠନ, ଜୈଶ-ଏ-ମହମ୍ମଦ ଘଟାଇଥିବା ଦାବି କରିଛି ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧ - ୨୩ ଅଗଷ୍ଟ ୧୯୩୮) ଜଣେ ଓଡ଼ିଆ କବି ଥିଲେ । ସେ ଏକାଧାରରେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । କୁନ୍ତଳା ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧcode: pi is deprecated ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ବନମାଳୀ ଦାସ (୧୭୨୦-୧୭୯୩) ଜଣେ ଓଡ଼ିଆ ଭକ୍ତି କବି । "ଦୀନବନ୍ଧୁ ଦଇତାରୀ" , "କେତେ ଛନ୍ଦ ଜାଣେ ଲୋ ସହି" ଓ "ମଣିମା ହେ ଏତିକି ମାଗୁଣି ମୋର" ଆଦି ତାଙ୍କର କେତୋଟି ଜଣାଶୁଣା ରଚନା ଓ ଓଡ଼ିଶୀ ସଙ୍ଗୀତରେ ବ୍ୟବହୃତ । ତାଙ୍କ ଲୋକପ୍ରିୟ ଗୀତସବୁ ପର୍ବପର୍ବାଣି, ଜନସମାଗମ ସ୍ଥଳ ଓ ଓଡ଼ିଶୀ ସଙ୍ଗୀତରେ ବୋଲାଯାଇଥାଏ । ସେ ମଧ୍ୟଯୁଗୀୟ ଓଡ଼ିଆ ଭକ୍ତି-ସାହିତ୍ୟର ଆଦି କବି ଭାବେ ଜଣା । ପ୍ରାରମ୍ଭିକ ଭାବେ କେବଳ ପ୍ରେମ କାବ୍ୟ ରଚନା ଆରମ୍ଭ କରିଥିଲେ ମଧ୍ୟ ପରେ ତାଙ୍କ ରଚନାଗୁଡ଼ିକ ଅଧିକ ଲୋକାଦୃତି ଲାଭ କରିଥିଲା ଓ ସେ ନିଜ ସମକାଳୀନ କବିମାନଙ୍କ ମଧ୍ୟରେ ଜଣାଶୁଣା ଥିଲେ ।
କୃଷ୍ଣ ହିନ୍ଦୁ ଦେବତା ଓ ଭଗବାନ ବିଷ୍ଣୁଙ୍କ ଅବତାର। କୃଷ୍ଣ ଅନ୍ୟ ହିନ୍ଦୁ ଦେବାଦେବୀଙ୍କଠାରୁ ଅଧିକ ଆଦରଣୀୟ ଏବଂ ଲୋକପ୍ରିୟ ଦେବତା ମଧ୍ୟରେ ଅନ୍ୟତମ। ଅବତାର ଅର୍ଥ ଅବତୀର୍ଣ୍ଣ ହେବା,ଭକ୍ତ ମାନଙ୍କୁ ଦିବ୍ୟାନନ୍ଦ ପ୍ରଦାନ ନିମିତ୍ତ ଓ ଭଗବତ ଧର୍ମ ଠିକ ସ୍ଥାନରେ ଲାଗି ଦେବକୀଙ୍କ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ଶଙ୍ଖ,ଚକ୍ର,ଗଦା,ପଦ୍ମଧାରୀ ସ୍ୱରୂପରେ ମାତାପିତାଙ୍କୁ ଦର୍ଶନ ଦେଇଥିଲେ। ବାଳକ ରୂପରେ ଲୀଳା ଛଳରେ ଦୈତ୍ୟମାନଙ୍କୁ ସ୍ୱଧାମକୁ ପଠେଇ ପୃଥିବୀର ପାପ ଭାର ଲାଘବ କରିଥିଲେ। ବ୍ରହ୍ମା,ଶଙ୍କର ସନକାଦି ମୂନିଋଷିଙ୍କର ପୂଜ୍ୟ ହୋଇମଧ୍ୟ ସାଧାରଣ ବାଳକ ପରି ଲୀଳା କରୁଥିଲେ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ହିନ୍ଦୁ ଉତ୍ତରାଧିକାର (ସଂଶୋଧନ) ଅଧିନିୟମ, ୨୦୦୫
ହିନ୍ଦୁ ଉତ୍ତରାଧିକାର (ସଂଶୋଧନ) ଅଧିନିୟମ, ୨୦୦୫ ଏହାର ମୂଳ ଆଇନ ହିନ୍ଦୁ ଉତ୍ତରାଧିକାର ଅଧିନିୟମ, ୧୯୫୬ର ଏକ ସଂଶୋଧନ ଅଧିନିୟମ ଭାବେ ୫ ସେପ୍ଟେମ୍ବର ୨୦୦୫ରେ ଭାରତର ରାଷ୍ଟ୍ରପତିଙ୍କ ସ୍ୱୀକୃତି ପାଇବା ପରେ ୦୯ ସେପ୍ଟେମ୍ବର ୨୦୦୫ରେ ଭାରତରେ ଲାଗୁ ହେଲା । ଏହି ଅଧିନିୟମ ଫଳରେ ହିନ୍ଦୁ ଆଇନରେ ସମ୍ପତ୍ତିଗତ ଅଧିକାରରେ ପୁଅ ଏବଂ ଝିଅ ମଧ୍ୟରେ ଥିବା ପାର୍ଥକ୍ୟ ଲୋପ ପାଇଲା । ଏଣୁ ଯେଉଁ କ୍ଷେତ୍ରରେ ପିତାମାନେ ୯ ସେପ୍ଟେମ୍ବର ୨୦୦୫ ବା ତା ପରେ ମୃତ୍ୟୁବରଣ କରୁଛନ୍ତି, ସେଭଳି ମାମଲାରେ ଝିଅମାନେ ସେମାନଙ୍କର ଭାଇମାନଙ୍କ ପରି ପିତୃପୈତୃକ ସମ୍ପତ୍ତିରୁ ସମାନ ଅଂଶ ପାଇବେ । ଖାଲି ସେତିକି ନୁହେଁ, ବର୍ତ୍ତମାନ ଝିଅମାନେ ସେମାନଙ୍କ ଭାଇମାନଙ୍କ ପରି ବାପାଙ୍କଠାରୁ ବାପାଙ୍କ ଜୀବିତ ଅବସ୍ଥାରେ ପିତୃପୈତୃକ ସମ୍ପତ୍ତିରୁ ଭାଗ ମାଗି ପାରିବେ ।
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।
ରାମକୃଷ୍ଣ ପରମହଂସ(ବଙ୍ଗଳା: রামকৃষ্ণ পরমহংস) (୧୮ ଫେବୃଆରୀ,୧୮୩୬-୧୬ ଅଗଷ୍ଟ,୧୮୮୬) ପୂର୍ବନାମ ଗଦାଧର ଚଟ୍ଟୋପାଧ୍ୟାୟ । ଉନବିଂଶ ଶତାବ୍ଦୀର ବିଖ୍ୟାତ ଯୋଗୀ,ଦାର୍ଶନିକ ଓ ହିନ୍ଦୁ ଧର୍ମଗୁରୁ । ତାଙ୍କ ପ୍ରଚାରିତ ଧର୍ମୀୟ ଚିନ୍ତାଧାରାରେ ରାମକୃଷ୍ଣ ମିଶନର ପ୍ରତିଷ୍ଠା କରିଥିଲେ ତାଙ୍କର ପ୍ରଧାନ ଶିଷ୍ୟ ସ୍ୱାମୀ ବିବେକାନନ୍ଦ । ଉନବିଂଶ ଶତାବ୍ଦୀର ହିନ୍ଦୁ ନବଜାଗରଣରେ ଉଭୟଙ୍କର ଦାନ ଅତୁଳନୀୟ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ମାନବ ଇମ୍ମ୍ୟୁନାଭାବ ଭୁତାଣୁ ସଂକ୍ରମଣ ଓ ଅର୍ଜିତ ଇମ୍ମ୍ୟୁନାଭାବ ସିଣ୍ଡ୍ରୋମ (HIV and AIDS) ଏକ ବିସ୍ତୃତ ଶ୍ରେଣୀର ଭୁତାଣୁ ଜନିତ ସଂକ୍ରମଣ ଯାହା ମାନବ ଇମ୍ମ୍ୟୁନାଭାବ ଭୁତାଣୁଦ୍ୱାରା ହୁଏ । ରୋଗ ଆରମ୍ଭ ସମୟରେ ଲକ୍ଷଣ ଜଣାଯାଇ ନ ପାରେ ବା ସାମାନ୍ୟ ଇନ୍ଫ୍ଲୁଏଞ୍ଜା ରୋଗ ଭଳି ଲକ୍ଷଣ ପ୍ରକାଶ ପାଏ । ଏହା ପଶ୍ଚାତ ବହୁତ ଦିନ ଧରି କୌଣସି ଲକ୍ଷଣ ଦେଖାଯାଏ ନାହିଁ । ସମୟକ୍ରମେ ଇମ୍ମ୍ୟୁନିଟି ବିଭାଗକୁ ଦୁର୍ବଳ କରିଦେବା ଫଳରେ ଯକ୍ଷ୍ମା ତଥା ଅନ୍ୟାନ୍ୟ ସଂକ୍ରମଣ ଓ ଅର୍ବୁଦ ଦେଖାଯାଏ ଯାହା ଇମ୍ମ୍ୟୁନିଟି ଥିବା ଲୋକଙ୍କଠାରେ ଦେଖାଯାଏ ନାହିଁ । ବିଳମ୍ବିତ ଲକ୍ଷଣ ବାହାରିଲେ ଏଡସ୍ କୁହାଯାଏ । ଏହି ସମୟରେ ଓଜନ ହ୍ରାସ ହୁଏ ।
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହଯାଏ । ପ୍ରତ୍ୟେକ ବେଦର ନିଜସ୍ୱ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ହୀରାକୁଦ ନଦୀବନ୍ଧ, ମହାନଦୀ ତଟରେ ଅବସ୍ଥିତଥିବା ଓଡ଼ିଶାର ସବୁଠୁ ବଡ଼ ନଦୀବନ୍ଧ ଓ ଜଳ ପରିଯୋଜନା । ଏଠାରୁ ଜଳ ବିଦ୍ୟୁତ ଶକ୍ତି ଉତ୍ପାଦନ କରାଯାଇ ସାରା ଓଡ଼ିଶାକୁ ବିତରଣ କରାଯାଏ । ଏହା କୃଷି ଜଳସେଚନରେ ମଧ୍ୟ ସାହାଯ୍ୟ କରେ । ବନ୍ୟା ନିୟନ୍ତ୍ରଣ, ଜଳସେଚନ ଓ ବିଦ୍ୟୁତ ଉତ୍ପାଦନକୁ ଦୃଷ୍ଟିରେ ରଖି ହୀରାକୁଦ ବହୁମୁଖୀ ନଦୀବନ୍ଧ ଯୋଜନା ଭାରତ ସରକାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୧୯୫୭ରେ ସମ୍ପୂର୍ଣ୍ଣ ହୋଇଥିଲା । ଏହି ନଦୀବନ୍ଧ ଯୋଜନାରେ ସମୁଦାୟ ୮୪,୯୯୪ ବର୍ଗ କି.ମି. ଅଞ୍ଚଳରୁ ଜଳ ସଂଗୃହିତ ହେଉଥିବାବେଳେ ସେଥିରୁ ୬୭,୧୬୮ ବର୍ଗ କି.ମି.
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ପୁର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ୧୯୩୦ରୁ ୧୯୪୦ ଭିତରେ ପ୍ରକାଶିତ ଏକ ବିଶାଳ ୭ ଖଣ୍ଡ ଓ ୯୫୦୦ ପୃଷ୍ଠାର ଓଡ଼ିଆ ଭାଷାକୋଷ ଯାହା ମୁଖ୍ୟତଃ ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଓ ତାଙ୍କର କେତେଜଣ ସହକର୍ମୀଙ୍କ ପ୍ରଚେଷ୍ଟା ଓ କେତେବର୍ଷର କଠିଣ ପରିଶ୍ରମରୁ ତିଆରି ହୋଇଥିଲା । ଏହା ଥିଲା ପ୍ରଥମ ଓଡ଼ିଆ ଭାଷାକୋଷ ।ଗୋପାଳ ଚନ୍ଦ୍ର ପ୍ରହରାଜ କେବଳ ଏଥି ନିମନ୍ତେ ଶବ୍ଦ ଖୋଜିବା ଓ ଏହାର ସମ୍ପାଦନା କରିନଥିଲେ, ସେ ଏହା ପାଇଁ ସର୍ବସାଧାରଣ ଅନୁଦାନ ଓ ଛପା ଖର୍ଚ ମଧ୍ୟ ବହନ କରିଥିଲେ ।
ଆର୍କ୍ମିଡ଼ିସ୍ (ଖ୍ରୀଷ୍ଟପୂର୍ବ ୨୮୭-୨୧୨) ସିରାକସରେ ଜନ୍ମଗ୍ରହଣ କରିଥିଲେ । ସେ ଗ୍ରୀସର ଅଧିବାସୀ ଥିଲେ । ସେ ଏକାଧାରରେ ଜଣେ ଗଣିତଜ୍ଞ, ପଦାର୍ଥ ବିଜ୍ଞାନୀ, ଇଞ୍ଜିନିୟର, ଉଦ୍ଭାବକ ଏବଂ ଗ୍ରହ ବିଜ୍ଞାନ ବିଶାରଦ ଥିଲେ । ପ୍ରାଚୀନକାଳର ବୈଜ୍ଞାନିକମାନଙ୍କ ମଧ୍ୟରେ ସେ ଥିଲେ ଅନ୍ୟତମ । ସେ ଆଧୁନିକ ପଦାର୍ଥ ବିଜ୍ଞାନରେ ଉଦସ୍ଥିତି ବିଜ୍ଞାନ (Hydrostatics)ର ମୂଳଦୂଆ ପକାଇ ଥିଲେ ଏବଂ ଭାରଦଣ୍ଡର ସୂତ୍ରକୁ ବ୍ୟାଖ୍ୟା କରିଥିଲେ । ବହୁତ ଗୁଡ଼ିଏ ଦର୍ପଣଦ୍ୱାରା ବଡ଼ ବଡ଼ ଜାହାଜରେ ନିଆଁ ଲଗାଇ ଦେଇ ପାରୁଥିଲେ । ତାଙ୍କୁ ଜଣେ ସର୍ବକାଳୀନ ଶ୍ରେଷ୍ଠ ଗଣିତଜ୍ଞ ରୂପେ ଗଣନା କରାଯାଏ।
ସଂସାରରେ ଅନେକ ପ୍ରକାରର ବନସ୍ପତି ରହିଛି । ସେ ସବୁକୁ ମୁଖ୍ୟତଃ ତିନି ଭାଗରେ ବିଭକ୍ତ କରାଯାଇପାରେ । ପ୍ରଥମ ପ୍ରକାର ବନସ୍ପତି ଜାଳେଣି, ସାର ବା କେତେକ ଉପକରଣ ତିଆରି କାମରେ ଲାଗେ, ଦ୍ୱିତୀୟ ପ୍ରକାର ବନସ୍ପତି ମଣିଷ ଓ ଇତର ପ୍ରାଣୀମାନଙ୍କର ଖାଦ୍ୟ ହୋଇଥାଏ ଓ ଆଉ କିଛି ଗଛଲତା ବିଭିନ୍ନ ପ୍ରକାର ରୋଗର ନିରାମୟ ଓ ନିରାକରଣରେ ବ୍ୟବହୃତ ହୋଇଥାଏ । ତେବେ ଏମିତି ଅନେକ ବନସ୍ପତି ରହିଛି ଯାହାର ଏକାଧିକ ଉପଯୋଗ ରହିଥାଏ । ନିମ୍ନସ୍ଥ ତାଲିକାରେ ଥିବା ଗଛଲତା ଗୁଡିକର ଅଂଶବିଶେଷକୁ ଔଷଧ ଭାବେ ଉପଯୋଗ କରାଯାଇଥାଏ ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବି ମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।