ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ପୁଲୱାମା ଆକ୍ରମଣ ୧୪ ଫେବୃୟାରୀ ୨୦୧୯ ମସିହାରେ ହୋଇଥିଲା । ଏହି ଆକ୍ରମଣରେ କିଛି ଭାରତୀୟ ସୈନ୍ୟବାହିନୀଙ୍କୁ (CRPF) ନେଇ ଜମ୍ମୁ ଶ୍ରୀନଗର ଜାତୀୟ ରାଜପଥରେ ଯାଉଥିବା ଏକ ପ୍ରତିରକ୍ଷା ବାହିନୀ ଗାଡ଼ିକୁ ଜଣେ ଆତ୍ମଘାତୀ ବିସ୍ଫୋରଣକାରୀଦ୍ୱାରା ଅବନ୍ତିପୁରା ନିକଟସ୍ଥ ଲେଥପୋରା, ପୁଲୱାମା ଜିଲ୍ଲା, ଜମ୍ମୁ ଓ କାଶ୍ମୀରଠାରେ ଆକ୍ରମଣ କରାଯାଇଥିଲା । ଏଥିରେ ୪୬ଜଣ ସିଆରପିଏଫ ସୈନ୍ୟ ଶହୀଦ ହୋଇଥିଲେ, ଏଥି ସହ ବିସ୍ଫୋରଣକାରୀର ମଧ୍ୟ ମୃତ୍ୟୁ ଘଟିଥିଲା । ଏହି ଆକ୍ରମଣକୁ ପାକିସ୍ତାନରେ ଥିବା ଏକ ଇସଲାମ ସଙ୍ଗଠନ, ଜୈଶ-ଏ-ମହମ୍ମଦ ଘଟାଇଥିବା ଦାବି କରିଛି ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଓଡ଼ିଶା ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ଶ୍ରୀନିବାସ ରାମାନୁଜନ (pronunciation ) (୨୨ ଡିସେମ୍ବର ୧୮୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ 'ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ଶବର (ସବର ବା ସଉରା) ଭାରତର ଏକ ଆଦିବାସୀ ଜାତି । ସେମାନେ ମୁଖ୍ୟତ ଓଡ଼ିଶା, ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗରେ ବସବାସ କରିଥାନ୍ତି । ଇଂରେଜ ଶାସନ କାଳରେ ୧୮୭୧ ମସିହାର ଜାତି ମୋକଦମା ନିୟମ ଅନୁସାରେ ସେମାନଙ୍କୁ ଦୋଷୀ ଜାତି ବୋଲି ଅଭିହିତ କରାଯାଇଥିଲା ଯାହା ଆଜି ମଧ୍ୟ କେତେକାଂଶରେ ସେମାନଙ୍କୁ ସମାଜିକତାରୁ ଦୂରେଇ ରଖିଅଛି । ଓଡ଼ିଶାରେ ଏମାନଙ୍କୁ ସଉରା ମଧ୍ୟ କୁହାଯାଇଥାଏ । ହିନ୍ଦୁ ପୁରାଣ ମହାଭାରତରେ ଏମାନଙ୍କ ବାବଦରେ ବର୍ଣ୍ଣନା କରାଯାଇଅଛି ।, ପୂର୍ବ ସିଂହଭୂମ ଜିଲ୍ଲାର ମୂଷାବଣି କେତେକ ଅଂଶରେ ଏମାନଙ୍କୁ କରିଆ ବୋଲି କୁହାଯାଇଥାଏ । ଜଣାଶୁଣା ଲେଖିକା ଓ ଜନସେବିକା ମହାଶ୍ୱେତା ଦେବୀ ବନବାସୀ ସଉରାମାନଙ୍କ ପାଇଁ କାମ କରିଥିଲେ । ଝାଡ଼ଖଣ୍ଡର ସିଂହଭୂମ ଓ ବଙ୍ଗର ମେଦିନୀପୁର ଜିଲ୍ଲା ଏମାନେ ବଣଜଙ୍ଗଲରେ ବସବାସ କରିଥାନ୍ତି ଓ ଚାଷ କାମ ଜାଣିନଥାନ୍ତି ଓ ଜଙ୍ଗଲଜାତ ଖାଦ୍ୟ ଉପରେ ନିର୍ଭର କରିଥାନ୍ତି । ବିଗତ ବର୍ଷ ସବୁରେ ଏସବୁ ଅଞ୍ଚଳରେ ନକ୍ସଲ ରାଜ ଯୋଗୁଁ ପୁଲିସ ଅନେକ ସମୟରେ ଏମାନଙ୍କର ଜଙ୍ଗଲରେ ଗମନାଗମକୁ କଡ଼ାକଡ଼ି କରିଥାଏ । ୨୦୦୪ରେ ମେଦିନୀପୁରର ୫ ଜଣ ଶବର ଖାଇବାକୁ ନପାଇ ମୃତ୍ୟୁ ବରଣ କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭା ଦ୍ବାରା ନିର୍ମିତ) । ଏହା ଲୋକଙ୍କ ଦ୍ବାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ଭାରତର ରାଷ୍ଟ୍ରପତି ମାନଙ୍କର ତାଲିକା
ଏହି ସାରଣୀରେ ପ୍ରଦତ୍ତ ପୂର୍ବତନ ରାଷ୍ଟ୍ରପତିମାନଙ୍କର ନାମ ସେହି କ୍ରମରେ ଦିଆ ଯାଇଛି ଯେଉଁ କ୍ରମରେ ସେମାନେ ରାଷ୍ଟ୍ରପତି ନିର୍ବାଚନ ଜିତିଥିଲେ। ତେଣୁ ବରାହଗିରି ଭେଙ୍କଟଗିରି, ମହମ୍ମଦ ହିଦାୟତୁଲ୍ଲା, ଏବଂ ବସପ୍ପା ଦନାପ୍ପା ଜତ୍ତୀ, କାମଚଳା ରାଷ୍ଟ୍ରପତି ଥିବାରୁ ସେମାନଙ୍କ ନାମ ଏହି ସାରଣୀରେ ଦିଆ ଯାଇ ନାହିଁ । ଭାରତର ରାଷ୍ଟ୍ରପତି କୌଣସି ରାଜନୈତିକ ଦଳର ନ ହେଲେ ବି ରାଷ୍ଟ୍ରପତି ରୂପେ ନିର୍ବାଚିତ ହେବା ଆଗରୁ ସେମାନେ ଯେଉଁ ଦଳର ନେତା ଥିଲେ, ତାଙ୍କ ନାମ ଆଗରେ ସେଇ ଦଳର ନାମ ଉଲ୍ଲେଖ କରାଯାଇଛି।
ଗାଲିଲିଓଙ୍କ ଜନ୍ମ , ପିସାଠାରେ (ଫେବ୍ରୁୟାରୀ ୧୫ , ୧୫୬୪) ହେଇଥିଲା । (ଠିକ ସେହି ବର୍ଷ ୱିଲିୟମ ସେକ୍ସପିଅରଙ୍କ ମଧ୍ୟ ଜନ୍ମ ହୋଇଥିଲା) ଗାଲିଲିଓ ନିଜ ଛଅ ଭାଇ ଓ ଭଉଣୀଙ୍କ ଭିତରେ ବଡ ଥିଲେ । ଗାଲିଲିଓଙ୍କ ପିତା, ଭିନସେଞ୍ଜୋ ଗାଲିଲି (Vincenzo Galilei), ଇଟାଲୀର ପିସାଠାରେ ପଶମ ବ୍ୟବସାୟ କରୁଥିଲେ । ସମ୍ଭ୍ରାନ୍ତ ବଂଶରେ ଜନ୍ମ ହୋଇ ସୁଦ୍ଧା, ଆର୍ଥିକ ଅନଟନ ଯୋଗୁଁ ତାଙ୍କ ପିତା କୁଳ ଗୌରବ ରକ୍ଷାକରି ନପାରି ସଙ୍ଗୀତ ରଚନା କରି ପରିବାର ପରିପୋଷଣ କରୁଥାନ୍ତି । ଶେଷରେ ସେ ବ୍ୟବସାୟରେ ପଶିଲେ । ଗାଲିଲିଓ ସେତେବେଳେ ଛୋଟପିଲା ହୋଇଥିଲେ ମଧ୍ୟ ସଙ୍ଗୀତକୁ ଆଦରି ନେଲେ । ବଂଶୀ ବଜାଇ ଓ ଗୀତଗାଇ ସେ ସମସ୍ତଙ୍କୁ ମୁଗ୍ଧ କରି ଦେଉଥିଲେ । ସେ ଚିତ୍ର ଅଙ୍କିବାରେ ପାରଦର୍ଶୀ ଥିଲେ । ପିଲାଙ୍କ ପାଇଁ ଖେଳଣା ଓ କଣ୍ଢେଇ ମଧ୍ୟ ତିଆରି କରୁଥିଲେ । ଯିଏ ଦେଖୁଥିଲା ତାଙ୍କ ହାତର ପ୍ରଶଂସା ନକରି ରହିପାରୁନଥିଲା ।
ସୁମନ କଲ୍ୟାଣପୁର (ଜନ୍ମ ନାମ ସୁମନ ହେମ୍ମାଦୀ; ୨୮ ଜାନୁଆରୀ ୧୯୩୭) ଜଣେ ଭାରତୀୟ ଶାସ୍ତ୍ରୀୟ ଓ ପ୍ରଚ୍ଛଦପଟ୍ଟ ଗାୟିକା । ତାଙ୍କ କଣ୍ଠକୁ ସବୁବେଳେ ଲତା ମଙ୍ଗେସକରଙ୍କ ସହ ତୁଳନା କରାଯାଇଥାଏ । ୧୯୫୪ ମସିହାରୁ ସୁମନ ପ୍ରଚ୍ଛଦପଟ୍ଟ ଗାୟନ ଆରମ୍ଭ କରିଥିଲେ । ୧୯୬୦ ଓ ୧୯୭୦ ଦଶକରେ ସେ ଜଣେ ଅଗ୍ରଗଣ୍ୟା ପ୍ରଚ୍ଛଦପଟ୍ଟ ଗାୟିକା ଥିଲେ । ସେ ହିନ୍ଦୀ, ବଙ୍ଗଳା, ମରାଠୀ, ଅସମୀୟା , ଭୋଜପୁରୀ, ପଞ୍ଜାବୀ ଓ ଓଡ଼ିଆ ଭାଷାରେ ଅନେକ ଗୀତ ଗାଇଛନ୍ତି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
କେଦାରେଶ୍ୱର ମନ୍ଦିର, ହେଉଛି ଏକ ଅଷ୍ଟଶମ୍ଭୁ ମନ୍ଦିର, ଯାହାକି ଭୁବନେଶ୍ୱରରେ ସ୍ଥିତ ମୁକ୍ତେଶ୍ୱର ମନ୍ଦିର ନିକଟରେ ଅବସ୍ଥିତ । ଏହି ଦେଉଳରେ ଭଗବାନ ଶିବଙ୍କୁ ପୁଜାର୍ଚ୍ଚନା କରାଯାଇଥାଏ, ଯିଏକି କେଦାରେଶ୍ୱର ନାମରେ ସମ୍ବୋଧିତ । ଏହା ଭୁବନେଶ୍ୱରରୁ ପୁରୀ ଯିବା ପୁରୁଣା ରାସ୍ତାର ଡାହାଣ ପଟେ କେଦାରଗୌରୀ ମନ୍ଦିର ପରିସରରେ ମୁକ୍ତେଶ୍ୱର ମନ୍ଦିରର ୪୦ ମିଟର ଦକ୍ଷିଣରେ ଅବସ୍ଥିତ । ଏହି ପରିସରରେ ଥିବା ଦଶଟି ସ୍ମାରକ ମଧ୍ୟରୁ ଏହା ଅନ୍ୟତମ । ଏହି ପରିସରର ଏହା ମୁଖ୍ୟ ମନ୍ଦିର ଅଟେ । ଏହି ମନ୍ଦିରଟି ଦକ୍ଷିଣ ଦିଗକୁ ମୁହଁ କରିଛି । ମନ୍ଦିରରେ ପ୍ରତିଷ୍ଠିତ ଦେବତା, ବାଲୁକାଶିଳାରେ ନିର୍ମିତ ଏକ ବୃତ୍ତାକାର ଯୋନିପୀଠ । ଶିଳାଟିର କେନ୍ଦ୍ରରେ ଲିଙ୍ଗ ନାହିଁ । ପବିତ୍ର ସ୍ଥାନଟି ୨.୫ ବର୍ଗମିଟର ସ୍ଥାନରେ ପର୍ଯ୍ୟବସିତ, ଯାହାକି ଭୂପୃଷ୍ଠରୁ ୦.୮ ମିଟର ତଳେ ଅବସ୍ଥିତ । ମୁକ୍ତେଶ୍ୱର ମନ୍ଦିରର ଅଗଣାରେ ଏହା ଅବସ୍ଥିତ ।
ଶ୍ରୀ ଅରବିନ୍ଦ (ବଙ୍ଗାଳୀ - শ্রী অরবিন্দ - Sri Ôrobindo) ହେଉଛନ୍ତି ଏକାଧାରରେ ଜଣେ ଯୋଗୀ, ଗୁରୁ, କ୍ରାନ୍ତିକାରୀ, ସ୍ୱାଧୀନତା ସଂଗ୍ରାମୀ, ଦାର୍ଶନିକ ତଥା କବି । ସେ ୧୫ ଅଗଷ୍ଟ ୧୮୭୨ ମସିହାରେ ଇଂରେଜ ଶାସନାଧୀନ ଭାରତର କଲିକତା ନଗରରେ ଭୂମିଷ୍ଠ ହୋଇଥିଲେ । ମାନବ ଜାତିର ପୂର୍ଣାଙ୍ଗ ଅଭ୍ୟୁଦୟ ସମ୍ବନ୍ଧରେ ନିଜର ଦର୍ଶନ ବିକଶିତ ହେବା ଆଗରୁ ସେ ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଯୋଗଦାନ କରି ସେ ଜଣେ ମହାନ ନେତା ହିସାବରେ ପରିଚିତ ହୋଇ ଅଛନ୍ତି। ସେ ସଶସ୍ତ୍ର ସଂଗ୍ରାମରେ ବିଶ୍ୱାସୀ ଥିଲେ । ଶ୍ରୀ ଅରବିନ୍ଦଙ୍କ ଦର୍ଶନର ମୂଳ ତତ୍ତ୍ୱ ହେଉଛି ସାଧାରଣ ମାନବ ଜୀବନକୁ ଦିବ୍ୟ ଜୀବନରେ ରୂପାନ୍ତରଣ କରିବା । ସେ କହିଛନ୍ତି, ‘ମଣିଷ ହେଉଛି ଏକ ବିକାଶୋନ୍ମୁଖୀ ସତ୍ତା। ସେ ପୂର୍ଣ ବିକଶିତ ନୁହେଁ। ମାନସରୁ ଅତିମାନସ ପର୍ଯ୍ୟନ୍ତ ବିକାଶ ହେଉଛି ବିଶ୍ୱ ଚେତନା ଉତ୍ତରଣର ପରବର୍ତୀ ମାଇଲ ଖୁଣ୍ଟ । ଆଉ ଏହା ଅତି ଆବଶ୍ୟକ କାରଣ ଏହା ହେଉଛି ଅନ୍ତରାତ୍ମାର ମୂଳ ଉଦ୍ଦେଶ୍ୟ ଓ ନୈସର୍ଗିକ ନିୟମ।’ ଏହିପରି ଭାବରେ ଶ୍ରୀ ଅରବିନ୍ଦ ‘ମୁକ୍ତି’କୁ ଏକ ଭିନ୍ନ ରୂପରେ ପ୍ରତି ପାଦନ କରିଛନ୍ତି, ଯାହା ବୈୟକ୍ତିକ ନୁହେଁ ବରଂ ସାମଗ୍ରିକ, ସମ୍ପୂର୍ଣ୍ଣ ମାନବ ସମାଜର ଉତ୍ତରଣରେ ବିଶ୍ୱାସୀ। ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦର୍ଶନ, ଧର୍ମ, ସାହିତ୍ୟ ଓ ମନୋବିଜ୍ଞାନର ସମନ୍ୱୟ ଶ୍ରୀ ଅରବିନ୍ଦଙ୍କ ଲେଖାରେ ଦେଖିବାକୁ ମିଳେ। ଶ୍ରୀ ଅରବିନ୍ଦଙ୍କ କୃତି ଭିତରେ ଦର୍ଶନ, କାବ୍ୟ, ବେଦ, ଉପନିଷଦ ଏବଂ ଗୀତା ଆଦିର ଅନୁବାଦ ଓ ଟୀକା, ନାଟକ, ସାମାଜିକ, ରାଜନୈତିକ ଓ ଐତିହାସିକ ସମାଲୋଚନା, ଆଧ୍ୟାତ୍ମିକ ଲେଖା, ପତ୍ର ପତ୍ରିକା ଓ ପତ୍ରାବଳୀ ଆଦି ଅନ୍ତର୍ଭୁକ୍ତ। ତାଙ୍କର ସାହିତ୍ୟିକ ସୃଷ୍ଟି ଦର୍ଶନ, କାବ୍ୟ ଓ ନାଟକୀୟତାରେ ଏକ ମଧୁର ସମନ୍ୱୟରେ ସୁଗଠିତ ଯାହା କିଞ୍ଚିତ୍ ଜଟିଳ, ଓ ସହଜରେ ବୋଧଗମ୍ୟ ନୁହେଁ। ତାଙ୍କର କତିପୟ ରଚନା ବଳି ନିମ୍ନରେ ପ୍ରଦତ୍ତ ହେଲା। ଦ ଲାଇଫ ଡିଭାଇନ The Life Divine (1940), ଦ ହ୍ୟୁମାନ ସାଇକଲ The Human Cycle (1949), ଦ ଆଇଡିଆଲ ଅଫ ହ୍ୟୁମାନ ୟୁନିଟି The Ideal of Human Unity (1949), ଅନ ଦି ବେଦ On the Veda (1956), କଲେକ୍ଟେଡ ପଏମସ ଏଣ୍ଡ ପ୍ଲେଜCollected Poems and Plays (1942), ଏସେଜ ଅନ ଦି ଗୀତାEssays on the Gita (1928), ଦ ସିନ୍ଥେସିସ ଅନ ଯୋଗ The Synthesis of Yoga (1948), and ସାବିତ୍ରୀ : ଏ ଲିଜେଣ୍ଡ ଏଣ୍ଡ ଏ ସିମ୍ବଲ Savitri: A Legend and a Symbol (1950).
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧcode: pi is deprecated ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ସାର୍ ଚନ୍ଦ୍ରଶେଖର ଭେଙ୍କଟ ରମଣ (୭ ନଭେମ୍ବର ୧୮୮୮ - ୨୧ ନଭେମ୍ବର ୧୯୭୦) ଜଣେ ଭାରତୀୟ ପଦାର୍ଥ ବିଜ୍ଞାନୀ ଥିଲେ । ୧୯୩୦ ମସିହାରେ ଆଲୋକ ପ୍ରତିସରଣ ଉପରେ ଗବେଷଣା (ରମଣ ପ୍ରଭାବ) ପାଇଁ ନୋବେଲ ପୁରସ୍କାର ପ୍ରଦାନ କରଯାଇଥିଲା । ସେ ଆବିଷ୍କାର କରିଥିଲେ ଯେ ଆଲୋକ ରଶ୍ମି ଯେତେବେଳେ ଗୋଟିଏ ସ୍ୱଚ୍ଛ ପଦାର୍ଥ ଦେଇ ଅତିିିିକ୍ରମ କରେ , କିଛି ଆଲୋକ ରଶ୍ମି ବିଚ୍ଛୁରିତ ହୋଇଯାନ୍ତି ଏବଂ ତାଙ୍କର ଦୈର୍ଘ୍ୟ ଓ ବିସ୍ତୃତିରେ ପରିବର୍ତ୍ତନ ହୁଏ ।ଏହି ପ୍ରତ୍ୟକ୍ଷ ଭାବେ ପରିପ୍ରକାଶ ଘଟଣାକୁ ରମଣ ବିିିିଚ୍ଛୁରଣ କୁହାଯାଏ, ଯାହାକି ରମଣ ପ୍ରଭାବଦ୍ୱାରା ହୋଇଥାଏ । ୧୯୫୪ରେ ଭାରତ ସରକାର ତାଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିଥିଲେ ।
ସଂସାରରେ ଅନେକ ପ୍ରକାରର ବନସ୍ପତି ରହିଛି । ସେ ସବୁକୁ ମୁଖ୍ୟତଃ ତିନି ଭାଗରେ ବିଭକ୍ତ କରାଯାଇପାରେ । ପ୍ରଥମ ପ୍ରକାର ବନସ୍ପତି ଜାଳେଣି, ସାର ବା କେତେକ ଉପକରଣ ତିଆରି କାମରେ ଲାଗେ, ଦ୍ୱିତୀୟ ପ୍ରକାର ବନସ୍ପତି ମଣିଷ ଓ ଇତର ପ୍ରାଣୀମାନଙ୍କର ଖାଦ୍ୟ ହୋଇଥାଏ ଓ ଆଉ କିଛି ଗଛଲତା ବିଭିନ୍ନ ପ୍ରକାର ରୋଗର ନିରାମୟ ଓ ନିରାକରଣରେ ବ୍ୟବହୃତ ହୋଇଥାଏ । ତେବେ ଏମିତି ଅନେକ ବନସ୍ପତି ରହିଛି ଯାହାର ଏକାଧିକ ଉପଯୋଗ ରହିଥାଏ । ନିମ୍ନସ୍ଥ ତାଲିକାରେ ଥିବା ଗଛଲତା ଗୁଡିକର ଅଂଶବିଶେଷକୁ ଔଷଧ ଭାବେ ଉପଯୋଗ କରାଯାଇଥାଏ ।
ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS-CoV-2) ସୃଷ୍ଟି ହୋଇଥିବା ସଂକ୍ରାମକ ରୋଗ କରୋନାଭୂତାଣୁର ବିଶ୍ୱବ୍ୟାପୀ ମହାମାରୀ ୨୦୧୯ (କୋଭିଡ-୧୯/COVID-19) ପ୍ରଥମେ ୨୦୨୦ ମାର୍ଚ୍ଚ ୧୬ ତାରିଖରେ ଓଡ଼ିଶାରେ ବ୍ୟାପିଥିବା କଥା ନିଶ୍ଚିତ ହୋଇଥିଲା । ପ୍ରଥମ ସଂକ୍ରମିତ ରୋଗୀ ଇଟାଲୀରୁ ନୂଆ ଦିଲ୍ଲୀ ଦେଇ ଫେରିଥିବା ଜଣେ ଓଡ଼ିଆ । ରୋଗ ଚିହ୍ନଟ ହେବା ପରେ ସେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସପିଟାଲରେ ଚିକିତ୍ସିତ ହୋଇ ଅପ୍ରେଲ ୩ ତାରିଖ ଦିନ ସୁସ୍ଥ ହୋଇ ବାହାରିଥିଲେ । ଅପ୍ରେଲ ୪ ତାରିଖ ସୁଦ୍ଧା ଓଡ଼ିଶାର ମୋଟ ରୋଗୀ ସଂଖ୍ୟା ୨୦ ହୋଇଥିଲା । ଆଗରୁ ସମଗ୍ର ଭାରତରେ ୨୦୨୦ ଅପ୍ରେଲ ୨୪ରୁ ଅପ୍ରେଲ ୧୪ ଯାଏ ଲାଗୁ ହୋଇଥିବା ତାଲାବନ୍ଦ (ଲକଡାଉନ) ଭିତରେ କୋଭିଡ-୧୯ ଅଧିକ ବ୍ୟାପିବାରୁ ରୋକିବା ପାଇଁ ଓଡ଼ିଶା ସରକାର ଭୁବନେଶ୍ୱର, କଟକ ଓ ଭଦ୍ରକ ୪୮ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ ଅପ୍ରେଲ ୪ ତାରିଖ ଦିନ ନିଷ୍ପତ୍ତି ନେଇଥିଲେ ।ଓଡ଼ିଶା ୨୦୨୦ ମାର୍ଚ୍ଚ ମାସ ଆରମ୍ଭରେ କୋଭିଡ-୧୯ ସଂକ୍ରମଣକୁ ରୋକିବା ପାଇଁ ପ୍ରସ୍ତୁତି ହେବା ଆରମ୍ଭ କରିଥିଲା । ଏହି ମହାମାରୀର ପରିଚାଳନା ପାଇଁ ଓଡ଼ିଶା ସରକାର ଓଡ଼ିଶା କୋଭିଡ-୧୯ ନିୟମାବଳୀ, ୨୦୨୦ ଲାଗୁକରିବା ସହ ଏହି ଉଦ୍ଦେଶ୍ୟରେ ଗଠିତ କୋଭିଡ-୧୯ ମୁକାବିଲା କମିଟିର ମୁଖ୍ୟ ଭାବେ ସୁବ୍ରତ ବାଗଚୀଙ୍କୁ ନିଯୁକ୍ତି ଦେଇଥିଲେ ।ଏହାଛଡା କରୋନା ସଂକ୍ରମଣ ଏବଂ ତଜ୍ଜନିତ ତାଲାବନ୍ଦ ଭଳି ଅଭାବନୀୟ ପରିସ୍ଥିତିରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଆମଦାନି ତଥା ରପ୍ତାନୀ ନିୟନ୍ତ୍ରଣ କରିବା ସହ ଲକଡାଉନ ବା ସଟଡାଉନ ଭଳି ପରିସ୍ଥିତିରେ ଆଇନ ଉଲ୍ଲଙ୍ଘନକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନକୁ ଆଇନ ସମ୍ମତ କରିବା ନିମିତ୍ତ ଓଡ଼ିଶା ସରକାରଙ୍କଦ୍ୱାରା ପ୍ରଣୀତ "The Epidemic Diseases (Amendment) Ordinance, 2020" ଅଧ୍ୟାଦେଶ ଏପ୍ରିଲ ୭ ତାରିଖରେ ରାଜ୍ୟପାଳଙ୍କ ସ୍ୱୀକୃତି ଲାଭ କରିଛି ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥ ମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଚାର୍ଲସ୍ ଡାରଉଇନ୍ ହେଉଛନ୍ତି ବିଶ୍ୱବିଖ୍ୟାତ ପ୍ରକୃତିବାଦୀ ଏବଂ ଭୂତତ୍ତ୍ୱବିଜ୍ଞାନୀ | “ବିବର୍ତ୍ତନବାଦ"ର ପୁରୋଧା ଭାବେ ସେ ଅଶେଷ ଖ୍ୟାତ | ସେ ପ୍ରଥମେ ପ୍ରମାଣିତ କରିଥିଲେ ଯେ ପୃଥିବୀର ପ୍ରତ୍ୟେକ ଶ୍ରେଣୀର ପ୍ରାଣୀର ପୁର୍ବଜ ହେଉଛନ୍ତି ଏକ ଅର୍ଥାତ ପ୍ରତ୍ୟେକ ପ୍ରାଣୀର ସୃଷ୍ଟି ଗୋଟିଏ ପ୍ରାଣୀରୁ ହୋଇଅଛି | ଯୁଗ୍ମ ଭାବେ ଡାରଉଇନ୍ ଏବଂ ଆଲଫ୍ରେଡ୍ ରସେଲ୍ ୱାଲେସ ଏକ ବୈଜ୍ଞାନିକ ମତପୋଷଣ କରିଥିଲେ ଯେଉଁଥିରେ ସେ ଦର୍ଶାଇ ଥିଲେ ଯେ ବିବର୍ତ୍ତନବାଦର ଶାଖା ପ୍ରଶାଖାର ନିମନ୍ତେ "ପ୍ରାକୃତିକ ଚୟନ(ନାଚୁରାଲ୍ ସିଲେକ୍ସନ୍ )" ଦାୟୀ |୧୮୫୯ ମସିହାରେ ସେ ଏକ ପୁସ୍ତକ ପ୍ରକାଶ କରିଥିଲେ ଯାହାର ନାମ ଥିଲା "ଅନ୍ ଦି ଅରିଜିନ୍ ଅଫ୍ ସ୍ପେସିଜ୍ '| ଏହି ପୁସ୍ତକଟି ବୈଜ୍ଞାନିକ ସମୁଦାୟ ଏବଂ ସାଧାରଣ ଲୋକଙ୍କ ମଧ୍ୟରେ ଖୁବ୍ ଲୋକପ୍ରିୟ ହୋଇପାରିଥିଲା | ୧୮୭୦ ମସିହା ସୁଦ୍ଧା ବିବର୍ତ୍ତନବାଦକୁ ସମସ୍ତେ ଆପଣେଇପାରିଥିଲେ | ଡାରଉଇନଙ୍କ ବୈଜ୍ଞାନିକ ମତ ପ୍ରାଣୀ ବିଜ୍ଞାନକୁ ଏକ ନୂତନ ଦିଗନ୍ତ ପ୍ରଦାନ କରିଥିଲା | ଏହା ମଧ୍ୟ ଜୀବନର ବିବିଧତାକୁ ଅନେକ ପରିମାଣରେ ବୁଝାଇବାରେ ସକ୍ଷମ ହୋଇପାରିଥିଲା |
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ପରଶୁରାମ (ସଂସ୍କୃତ: परशुराम, IAST: Paraśurāma, ଜଣେ ପରଶୁଧାରୀ ରାମ) ହିନ୍ଦୁ ଧର୍ମରେ ବିଷ୍ଣୁଙ୍କର ଷଷ୍ଠ ଅବତାର । ପୁରାଣ ଅନୁସାରେ ସେ ଜଣେ ଚିରଞ୍ଜୀବୀ ଓ ସେ କଳି ଯୁଗ ଶେଷରେ ବିଷ୍ଣୁଙ୍କ ଦଶମ ଏବଂ ଶେଷ ଅବତାର କଳ୍କୀଙ୍କର ଗୁରୁ ଭାବେ ଅବତରିବେ । ସେ ଆକ୍ରମଣ, ଯୁଦ୍ଧ ଓ ବୀରତ୍ୱ ପ୍ରଦର୍ଶନ ସହ ଶାନ୍ତି, ଜ୍ଞାନ ଏବଂ ଧୈର୍ଯ୍ୟ ଭଳି ଅନେକ ଗୁଣ ଧାରଣ କରିଥିଲେ । ଯେତେବେଳେ ପୃଥିବୀରେ ଅତ୍ୟଧିକ ପାପ ବୃଦ୍ଧି ହେଲା, ସେତେବେଳେ ବିଷ୍ଣୁଙ୍କର ପୃଥିବୀ ପୃଷ୍ଠରେ ପର୍ଶୁରାମ ଅବତାର ନେବା ପାଇଁ ପୂର୍ବରୁ ଭବିଷ୍ୟବାଣୀ କରାଯାଇଥିଲା । ଅସ୍ତ୍ରଶସ୍ତ୍ର ଓ କ୍ଷମତା ଯୋଗୁଁ କ୍ଷତ୍ରିୟମାନେ ସେମାନଙ୍କର କ୍ଷମତାର ଅପବ୍ୟବହାର କରିବା, ଅନ୍ୟର ଜିନିଷକୁ ବଳପୂର୍ବକ ଗ୍ରହଣ କରିବା ଏବଂ ଲୋକଙ୍କୁ ଅତ୍ୟାଚାର କରିବା ଆରମ୍ଭ କରି ଦେଇଥିଲେ । ପର୍ଶୁରାମ ଏହି କ୍ଷତ୍ରୀୟ ଯୋଦ୍ଧାମାନଙ୍କୁ ବିନାଶ କରି ବ୍ରହ୍ମାଣ୍ଡର ସନ୍ତୁଳନ ରକ୍ଷା କଲେ ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶା
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶା (ସିଏଚଏସଇ (ଓ) ଭାବେ ସଂକ୍ଷିପ୍ତରେ ଲିଖିତ) ଭାରତର ଓଡ଼ିଶା ରାଜ୍ୟ ସରକାରଙ୍କ ଅଧୀନରେ ଥିବା ସରକାରୀ ଏବଂ ଘରୋଇ ବିଦ୍ୟାଳୟ ଓ କଲେଜ ପାଇଁ ଉଚ୍ଚ ମାଧ୍ୟମିକ (୧୧ଶ ଓ ୧୨ଶ ଶ୍ରେଣୀ ପାଠ୍ୟକ୍ରମ) ପ୍ରଦାନ କରୁଥିବା ଏକ ଶିକ୍ଷା ବୋର୍ଡ । ଏହା ଭୁବନେଶ୍ୱରରେ ଅବସ୍ଥିତ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଛ ମାଣ ଆଠ ଗୁଣ୍ଠ ହେଉଛି ଫକୀର ମୋହନ ସେନାପତିଙ୍କର ଲିଖିତ ଉପନ୍ୟାସ। ୧୮୯୭ରେ ପ୍ରଥମେ ଏହା ଧାରାବାହିକ ଭାବରେ ଉତ୍କଳ ସାହିତ୍ୟ ପତ୍ରିକାରେ ପ୍ରକାଶିତ ହୋଇଥିଲା। ଫକୀର ମୋହନ ଏହାକୁ ଧୂର୍ଜଟି ଛଦ୍ମନାମରେ ପ୍ରକାଶ କରାଇଥିଲେ। ସେତେବେଳର ସାଧାରଣ ଜୀବନ ଉପରେ ଆଧାରିତ ଏହା ଏକ ବାସ୍ତବଧର୍ମୀ ଉପନ୍ୟାସ ଥିଲା। ଏପରିକି କିଛି ଲୋକ ଏହି କାହାଣୀକୁ ସତ ବୋଲି ମଧ୍ୟ ବିଚାର କରୁଥିଲେ। ୧୯୮୬ରେ ପାର୍ବତୀ ଘୋଷ ଉପନ୍ୟାସକୁ ଆଧାର କରି ଓଡ଼ିଆ ଚଳଚ୍ଚିତ୍ର ନିର୍ମାଣ କରିଥିଲେ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବ ଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ବିଶ୍ଵ ସ୍ତନ୍ୟପାନ ସପ୍ତାହ ପ୍ରତିବର୍ଷ ଅଗଷ୍ଟ ପ୍ରଥମ ସପ୍ତାହରେ (ଅର୍ଥାତ ୧ ଅଗଷ୍ଟରୁ ୭ ଅଗଷ୍ଟ) ବିଶ୍ଵର ୧୨୦ରୁ ଅଧିକ ଦେଶରେ ପାଳନ କରାଯାଏ । ଶିଶୁକୁ ସ୍ତନ୍ୟପାନ ସହ ଅନ୍ୟ କାର୍ଯ୍ୟ ଏକତ୍ର କରାଇବାକୁ ମହିଳାମାନଙ୍କୁ ଉତ୍ସାହିତ କରିବା ସହ ଆବଶ୍ୟକତା ବିଷୟରେ ସଚେତନତା ସୃଷ୍ଟି କରିବା ଏହି ଦିବସର ଲକ୍ଷ୍ୟ । ଫଳରେ କର୍ମଜୀବି ମହିଳା ମାନଙ୍କ ପାଇଁ କର୍ମ କ୍ଷେତ୍ରରେ ଏପରି ପରିବେଶ ସୃଷ୍ଟି ହେବ ଯାହା ଦ୍ଵାରା ସ୍ତନ୍ୟପାନ କରାଉଥିବା ମହିଳାମାନେ କୌଣସି ପ୍ରକାରର ଅସୁବିଧାର ସମ୍ମୁଖୀନ ହେବେ ନାହିଁ ।
କ୍ୟାଥରିନ ରବର୍ଟସ ମହେର (୧୯୮୩ ମସିହା ଅପ୍ରେଲ ୧୮ରେ ଜନ୍ମିତ) ଉଇକିମିଡ଼ିଆ ଫାଉଣ୍ଡେସନର ନିର୍ବାହୀ ନିର୍ଦ୍ଦେଶିକା । ସେ ଏହି ପଦବୀରେ ୨୦୧୬ ଜୁନଠାରୁ କାର୍ଯ୍ୟରତ । ଆଗରୁ ସେ ମୁଖ୍ୟ ଯୋଗାଯୋଗ ଅଫିସର ଥିଲେ । ଇନଫରମେସନ ଆଣ୍ଡ କମ୍ୟୁନିକେସନ ଟେକନୋଲୋଜିରେ (ICT) ଅଭିଜ୍ଞତା ସହ ମହେର ଅଣଲାଭକାରୀ ଓ ଆନ୍ତର୍ଜାତୀୟ ସ୍ତରରେ ବୈଷୟିକ ଜ୍ଞାନକୌଶଳ ବ୍ୟବହାର କରି ମାନବିକ ଅଧିକାର ଓ ଆନ୍ତର୍ଜାତୀୟ ବିକାଶ କରିବା ନିମନ୍ତେ କାମ କରିଛନ୍ତି ।
ପ୍ରାଣୀ, ସାଧାରଣତଃ ବହୁକୋଷିକା ବିଶିଷ୍ଟ ଏକ ୟୁକେରୀୟୋଟିକ (eukaryotic) ଜୀବ ଅଟନ୍ତି । ପ୍ରାଣୀମାନଙ୍କ ଅଧ୍ୟୟନକୁ ପ୍ରାଣୀ ବିଜ୍ଞାନ କୁହାଯାଏ । ଗଛଗୁଡ଼ିକ ଶକ୍ତି ପ୍ରାପ୍ତ କରିବା ପାଇଁ ସୂର୍ଯ୍ୟାଲୋକର ବ୍ୟବହାର କରିଥାନ୍ତି, କିନ୍ତୁ ପ୍ରାଣୀମାନେ ସେଭଳି କରିନଥାନ୍ତି । ପ୍ରାଣୀମାନେ ଅନ୍ୟ ଜୀବିତ ବସ୍ତୁଠାରୁ ଶକ୍ତି ପ୍ରାପ୍ତ କରିବାପାଇଁ ବିଭିନ୍ନ ଉପାୟର ବ୍ୟବହାର କରନ୍ତି । ସେମାନେ ସାଧାରଣତଃ ଅନ୍ୟ ଜୀବନ୍ତ ବସ୍ତୁକୁ ଖାଇଥାନ୍ତି । ପ୍ରାଣୀ କିମ୍ବା ଜନ୍ତୁ "ଆନିମାଲିଆ" (Animalia) କିମ୍ବା "ମେଟାଜୋଆ" (Metazoa) ଜଗତ (ଜୀବ ବିଜ୍ଞାନ)ର ବହୁକୋଷିକୀୟ ଜନ୍ତୁସମ ପୋଷଣ ପ୍ରଦର୍ଶନ କରୁଥିବା ଏବଂ ୟୁକେରୀୟୋଟିକ ଜୀବର ଏକ ମୁଖ୍ୟ ସମୂହ । ଜନ୍ମହେବା ପରେ ଯେପରି କୌଣସି ପ୍ରାଣୀ ବଡ଼ ହୁଏ , ତାହାର ଶାରୀରିକ ଯୋଜନା ନିର୍ଦ୍ଧାରିତ ରୂପେ ବିକଶିତ ହେବାରେ ଲାଗିଥାଏ । କିଛି ପ୍ରାଣୀ ଜୀବନରେ ଆଗକୁ ଯାଇ କାର୍ଯ୍ୟାନ୍ତରଣ /ରୂପାନ୍ତରଣ (metamorphosis) ପକ୍ରିୟାରେ ଅତିକ୍ରମ କରିଥାନ୍ତି । ଅଧିକାଂଶ ଜନ୍ତୁ ଗତିଶୀଳ ହୋଇଥାନ୍ତି, ଅର୍ଥାତ ସ୍ୱତନ୍ତ୍ର ରୂପେ ଗତି କରିପାରନ୍ତି ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ରାମକୃଷ୍ଣ ପରମହଂସ(ବଙ୍ଗଳା: রামকৃষ্ণ পরমহংস) (୧୮ ଫେବୃଆରୀ,୧୮୩୬-୧୬ ଅଗଷ୍ଟ,୧୮୮୬) ପୂର୍ବନାମ ଗଦାଧର ଚଟ୍ଟୋପାଧ୍ୟାୟ । ଉନବିଂଶ ଶତାବ୍ଦୀର ବିଖ୍ୟାତ ଯୋଗୀ,ଦାର୍ଶନିକ ଓ ହିନ୍ଦୁ ଧର୍ମଗୁରୁ । ତାଙ୍କ ପ୍ରଚାରିତ ଧର୍ମୀୟ ଚିନ୍ତାଧାରାରେ ରାମକୃଷ୍ଣ ମିଶନର ପ୍ରତିଷ୍ଠା କରିଥିଲେ ତାଙ୍କର ପ୍ରଧାନ ଶିଷ୍ୟ ସ୍ୱାମୀ ବିବେକାନନ୍ଦ । ଉନବିଂଶ ଶତାବ୍ଦୀର ହିନ୍ଦୁ ନବଜାଗରଣରେ ଉଭୟଙ୍କର ଦାନ ଅତୁଳନୀୟ ।
ତପସ୍ୱିନୀ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କଦ୍ୱାରା ରଚିତ ଏକ କାବ୍ୟ ସଙ୍କଳନ । ଏହାର ରଚନା ୧୯୧୩ ମସିହାରେ ସମାପ୍ତ ହୋଇଥିଲା ଏବଂ ୧୯୧୪ ମସିହାରେ ପ୍ରକାଶିତ ହୋଇଥିଲା । ଏଗାରଟି ସର୍ଗରେ ସମୃଦ୍ଧ ଏହି କାବ୍ୟଗ୍ରନ୍ଥଟିରେ ରାମ ଓ ସୀତାଙ୍କର ଜୀବନ ଓ ଆଦର୍ଶ ବର୍ଣ୍ଣନା କରାଯାଇଛି । 'କରୁଣ ରସ'ରେ ଏହି କାବ୍ୟଟି ରଚିତ । ପ୍ରଣବ ରଞ୍ଜନ ଭୂୟାଁ, ପୁସ୍ତକଟିକୁ ଇଂରାଜୀରେ ଅନୁବାଦ କରିଛନ୍ତି ।ପୁସ୍ତକଟି, ଶ୍ରୀମାନ ରାମନାରାୟଣ ମିଶ୍ରଙ୍କୁ ଉତ୍ସର୍ଗୀକୃତ କରିଯାଇଛି ।
ପାରାସିଟାମଲ, ଅନ୍ୟ ନାମ ଆସେଟାମିନୋଫେନ ବା ଏପିଏପି, ଏକ ଔଷଧ ଯାହା ଯନ୍ତ୍ରଣା ଓ ଜ୍ୱର ନିମନ୍ତେ ଦିଆଯାଏ । ଏହା ସାମାନ୍ୟରୁ ମଧ୍ୟମ ଧରଣର ଯନ୍ତ୍ରଣାରେ ଦିଆଯାଏ । ପିଲାମାନେ ଜ୍ୱରରେ ଏହି ଔଷଧଦ୍ୱାରା କମ୍ ଉପକାର ପାଇବା ଜଣାଯାଏ । ଏହା ଅନ୍ୟ ଔଷଧ ସହ ମିଶ୍ରିତ ଭାବରେ ମଧ୍ୟ ଦିଆଯାଏ ଯେପରିକି ସର୍ଦ୍ଦି ଔଷଧରେ ଥାଏ । ଅପରେଶନ ପରେ ବା କର୍କଟ ରୋଗରେ ହେଉଥିବା କଷ୍ଟ ନିମନ୍ତେ ଏହା ସହିତ ଓପିଅଏଡ ଔଷଧ ମିଶେଇ ଦିଆଯାଏ । ଏହା ପାଟିରେ ଦିଆଯାଏ ବା ମଳଦ୍ୱାରରେ ଭର୍ତ୍ତି କରି ଦିଆଯାଏ: ଶିରାଭ୍ୟନ୍ତରରେ ମଧ୍ୟ ଦିଆଯାଏ । ଔଷଧ ପ୍ରଭାବ ୨ରୁ ୪ ଘଣ୍ଟା ରହେ ।ଉପଦେଶ ଅନୁଯାୟୀ ପାରାସେଟାମୋଲ ମାତ୍ରା ନେଲେ ନିରାପଦ ହୁଏ । ସାଂଘାତିକ ଚର୍ମ ରାସ କ୍ୱଚିତ ହୁଏ । ଅତ୍ୟଧିକ ମାତ୍ରାର ଔଷଧ ନେଲେ ଯକୃତ ଫେଲ୍ ହୋଇପାରେ । ଗର୍ଭାବସ୍ଥା ଓ ସ୍ତନ୍ୟପାନ ସମୟରେ ଏହା ନିରାପଦ ଜଣାଯାଏ । ଯକୃତ ରୋଗ ଥିଲେ ଏହା ଅଳ୍ପ ମାତ୍ରାରେ ଦିଆଯାଏ । ପାରାସେଟାମୋଲ ଏକ ସାମାନ୍ୟ ଯନ୍ତ୍ରଣାନିରୋଧୀ ଶ୍ରେଣୀର ଔଷଧ । ଏହା ଉଲ୍ଲେଖନୀୟ ପ୍ରଦାହନିବାରକ ନ ହୋଇ କିପରି କାମ କରେ ତାହା ସ୍ପଷ୍ଟରୂପେ ଜଣାଯାଇ ନାହିଁ ।ପାରାସିଟାମଲ ସନ ୧୮୭୭ ଖ୍ରୀଷ୍ଟାବ୍ଦରେ ଆବିଷ୍କୃତ ହୋଇଥିଲା । ୟରୋପ ଓ ଯୁକ୍ତରାଷ୍ଟ୍ର ଆମେରିକାରେ ଏହା ଯନ୍ତ୍ରଣା ଓ ଜ୍ୱର ନିମନ୍ତେ ଦିଆଯାଏ । ଏହାର ନାମ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଅତ୍ୟାବଶ୍ୟକୀୟ ଔଷଧ ଚିଠାରେ ଅଛି ଯାହା ମୌଳିକ ସ୍ୱାସ୍ଥ୍ୟ ସିସ୍ଟମ ନିମନ୍ତେ ଅତି ମହତ୍ତ୍ୱପୂର୍ଣ୍ଣ । ଏହା ଜେନେରିକ ଔଷଧ ନାମରେ ଉପଲବ୍ଧ ହେଲେ ମଧ୍ୟ ଟାଇଲେନଲ ଓ ପାନାଡୋଲ ଭଳି ଅନ୍ୟ ନାମରେ ମିଳେ । ଏକ ଡୋଜର ହୋଲସେଲ ମୂଲ୍ୟ ୦.୦୧ ଆମେରିକୀୟ ଡଲାର । ଯୁକ୍ତରାଷ୍ଟ୍ର ଆମେରିକାରେ ଏକ ଡୋଜର ମୂଲ୍ୟ ୦.୦୪ ଡଲାର ।
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
କଳାହାଣ୍ଡି (ଆଞ୍ଚଳିକ ଭାଷାରେ କଳାହାନି ମଧ୍ୟ କୁହାଯାଇଥାଏ) ଓଡ଼ିଶାର ପଶ୍ଚିମାଞ୍ଚଳରେ ଅବସ୍ଥିତ ଏକ ଜିଲ୍ଲା । ଏହା ଏକ ପୁରାତନ ସଭ୍ୟତାର ମୂଳକେନ୍ଦ୍ର ଭାବରେ ବିବେଚିତ । ପ୍ରତ୍ନତତ୍ତ୍ୱ ପ୍ରମାଣ ଅନୁସାରେ ଏଠାରେ ପ୍ରସ୍ତର ଯୁଗ ଓ ଲୌହ ଯୁଗର ମାନବ ବସତିର ସୂଚନା ମିଳିଥାଏ ।ଅସୁରଗଡ଼ଠାରେ ୨୦୦୦ ବର୍ଷ ଆଗରୁ ଏକ ଉନ୍ନତ ଓ ସଭ୍ୟ ସହର ଜନ ବସତି ଥିବା ଜଣାଯାଏ ।ଆଗ କାଳରେ ଏହା ମହାକାନ୍ତର (ଅର୍ଥ ବିଶାଳ ଜଙ୍ଗଲ) ଓ କାରୁଣ୍ଡା ମଣ୍ଡଳ (କାରୁଣ୍ଡାର ଅର୍ଥ ମାଣିକ) ଭାବରେ ଜଣା ଥିଲା ଯାହା ଏଠାରେ ମାଣିକ, ଲାଲ ପଥର, ବେରୁଜ, ନୀଲମ, ଓ ଆଲେକଜାଣ୍ଡ୍ରା ଆଦି ମିଳୁଥିବାର ଜଣାଯାଏ । ମାଣିକେଶ୍ୱରୀ (ମାଣିକର ଠାକୁରାଣୀ) କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ଯାହାଙ୍କ ଉପସ୍ଥିତି ଏହି ଜିଲ୍ଲାର ଇତିହାସ ସହ ଯୋଡ଼ା । ୧୯୮୦ରେ, କଳାହାଣ୍ଡିର ନାମ ପଛୁଆ ଓ ଅନାହାର ମୃତ୍ୟୁ ସହ ଯୋଡ଼ାଗଲା । ତେବେ ଏସବୁ ସତ୍ତ୍ୱେ ବି ଇତିହାସ, ଚାଷ ବାସ, ବନ ସମ୍ବଳ, ମୁଲ୍ୟବାନ ପଥର, ବକ୍ସାଇଟ, ଲୋକନାଟ, ହାତକାମ ଓ କଳାରେ ଏହା ଏକ ସମୃଦ୍ଧ ଜିଲ୍ଲା ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧ - ୨୩ ଅଗଷ୍ଟ ୧୯୩୮) ଜଣେ ଓଡ଼ିଆ କବି ଥିଲେ । ସେ ଏକାଧାରରେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । କୁନ୍ତଳା ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଶାନ୍ତନୁ ଆଚାର୍ଯ୍ୟ (ଜନ୍ମ: ୧୫ ମଇ ୧୯୩୩) ଜଣେ ଓଡ଼ିଆ ଗାଳ୍ପିକ, ଔପନ୍ୟାସିକ ଓ ଶିଶୁ ସାହିତ୍ୟିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ । ଶାନ୍ତନୁ ପ୍ରଥମେ ସମ୍ବଲପୁରର ଓରିଏଣ୍ଟ କାଗଜ କଳରେ କେମିଷ୍ଟ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହେବା ପରେ ୧୯୫୮ ମସିହା ଜାନୁଆରୀ ୩ତାରିଖରେ ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ, ପାରଳାଖେମୁଣ୍ଡିର ରସାୟନ ବିଭାଗରେ ଅଧ୍ୟାପକ ଭାବେ ଯୋଗ ଦେଇଥିଲେ । ତା'ଙ୍କ ସହ ସେହି ଦିନ ମହାପାତ୍ର ନୀଳମଣି ସାହୁ ମଧ୍ୟ ଓଡ଼ିଆ ବିଭାଗର ଅଧ୍ୟାପକ ଭାବେ ସେହି ମହାବିଦ୍ୟାଳୟରେ କାର୍ଯ୍ୟାରମ୍ଭ କରିଥିଲେ ।
ସୂର୍ଯ୍ୟ ଏବଂ ଏହା ଅନ୍ତର୍ଗତ ୮ଟି ଗ୍ରହ, ନକ୍ଷତ୍ର, ଗ୍ରହାଣୁପୁଞ୍ଜ ଇତ୍ୟାଦିଙ୍କୁ ନେଇ ସୌରଜଗତ ଗଠିତ । ୮ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହସ୍ପତି, ଶନି, ୟୁରେନସ୍ ଓ ନେପଚୁନ୍ ସୂର୍ଯ୍ୟକୁ ଅଣ୍ଡାକାର ପଥରେ ପରିକ୍ରମା କରନ୍ତି। ଆଗରୁ ଗ୍ରହ କୁହାଯାଉଥିବା ପ୍ଲୁଟୋକୁ ଏବେ ଗ୍ରହ ମାନ୍ୟତାରୁ ବାହାର କରି ବାମନ ଗ୍ରହ କୁହାଯାଉଛି। ସୂର୍ଯ୍ୟଙ୍କ ନିକଟତମ ୪ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ ଓ ମଙ୍ଗଳ ମୁଖ୍ୟତଃ କଠିନ ହୋଇଥିବା ସ୍ଥଳେ ଦୂରବର୍ତ୍ତୀ ୪ଟି ଗ୍ରହ ଯଥା ବୃହସ୍ପତି, ଶନି, ଦାନବ ଗାସୀୟ ପିଣ୍ଡ ଏବଂ ୟୁରେନସ୍ ଓ ନେପଚୁନ୍ ବରଫ ଗ୍ରହ ଭାବରେ ପରିଚିତ।