ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭା ଦ୍ବାରା ନିର୍ମିତ) । ଏହା ଲୋକଙ୍କ ଦ୍ବାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।୧୮୮୫ ମସିହାରେ ଅମିନ ଭାବେ ଚାକିରି ଆରମ୍ଭ କରି ୧୯୧୭ ମସିହାରେ ମୋହରିର ଭାବେ ସରକାରୀ କାର୍ଯ୍ୟରୁ ଅବସର ଗ୍ରହଣ କରିଥିଲେ । ତା ୪ ଅପ୍ରେଲ ୧୯୨୪ ଚୈତ୍ର ଅମାବାସ୍ୟା ତିଥିରେ ସେ ମୃତ୍ୟୁବରଣ କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼଼଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼଼଼ଦେଉଳ ଏବଂ ବଡ଼଼଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଶ୍ରୀନିବାସ ରାମାନୁଜନ (pronunciation ) (୨୨ ଡିସେମ୍ବର ୧୮୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ 'ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ବିଦ୍ୟୁତପ୍ରଭା ଦେବୀଙ୍କୁ, ଓଡ଼ିଆ ଭାଷାର ଶ୍ରେଷ୍ଠ ମହିଳା କବିମାନଙ୍କ ମଧ୍ୟରେ ପରିଗଣନା କରାଯାଏ । ନିଜ କାବ୍ୟ ସଙ୍କଳନ 'ସଞ୍ଚୟନ' ପାଇଁ, ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଲାଭ କରିଛନ୍ତି ।ରେଭେନ୍ସା ବାଳିକା ବିଦ୍ୟାଳୟରେ ମାତ୍ର ନବମ ଶ୍ରେଣୀ ଯାଏଁ ପଢିଥିବା ବିଦ୍ଯୁତପ୍ରଭା ଆପେ ଆପେ ଇଂରାଜୀ, ବଙ୍ଗଳା ଭାଷା,ବ୍ୟାକରଣ ତଥା କବିତା ରଚନାର ବିଭିନ୍ନ ବିଭବ ଶିକ୍ଷାକରିଥିଲେ । ନିଜ ପିତାଙ୍କ ବନ୍ଧୁ କୃଷ୍ଣଚନ୍ଦ୍ର କର, ରାଧାମୋହନ ଗଡ଼ନାୟକ ଓ ମାୟାଧର ମାନସିଂହ ଆଦିଙ୍କଦ୍ୱାରା ପ୍ରଭାବିତ ହୋଇ ୧୯୪୦ ମସିହାରୁ କବିତା ଲେଖିବା ଆରମ୍ଭ କରିଥିଲେ । ନିଜ ବଡ଼ ଭଉଣୀ ବାସନ୍ତି ଦେବୀଙ୍କ ସହ ମିଶି ୧୯୪୯ ମସିହାରେ 'ସବିତା' ନାମରେ ନିଜର ପ୍ରଥମ କାବ୍ୟ ସଙ୍କଳନ ପ୍ରକାଶ କରିଥିଲେ । ବିବାହ ପରେ, ତାଙ୍କ ସ୍ୱାମୀ ପଞ୍ଚାନନ ମହାନ୍ତି ତାଙ୍କୁ ଏ ଦିଗରେ ଉତ୍ସାହିତ କରିଥିଲେ ଏବଂ ତାଙ୍କର କବିତା ରଚନା ଅନବରତ ଚାଲିରହିଥିଲା । ୧୯୫୨ ମସିହାରେ ମାତୃତ୍ୱ ଲାଭ କରିବା ପରେ, ବିଦ୍ୟୁତପ୍ରଭା ଶିଶୁମାନଙ୍କ ପାଇଁ ଲେଖିବା ଆରମ୍ଭ କଲେ ଏବଂ ଖୁବ ଲୋକପ୍ରିୟ ହୋଇପାରିଥିଲେ ଓ ବହୁବାର ପୁରସ୍କୃତ ହୋଇଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
କେଶବ କୋଇଲି ଏକ ଓଡ଼ିଆ କୋଇଲି ବା ପଦାବଳୀ । ଏହା ୧୩ଶ ଶତକରେ ପୁରାତନ କବି ମାର୍କଣ୍ଡ ଦାସ ରଚନା କରିଥିଲେ । ଏହାକୁ ଓଡ଼ିଆରେ ରଚିତ ପ୍ରଥମ ମାନକ ସାହିତ୍ୟ ରଚନା ବୋଲି ଗଣନା କରାଯାଏ । ଏହି ଚଉତିଶାରେ "କ"ରୁ ଆରମ୍ଭ ହୋଇ "କ୍ଷ" ଯାଏଁ ଚଉତିରିଶ ଗୋଟି ପଦାବଳୀ ରହିଛି । ପରେ ଜଗନ୍ନାଥ ଦାସ ଏହାର ଧର୍ମତାତ୍ତ୍ୱିକ ବ୍ୟାଖ୍ୟା କରି ଅର୍ଥ କୋଇଲି ରଚନା କରିଥିଲେ । ଓଡ଼ିଆ ସାହିତ୍ୟର ସର୍ବପୁରାତନ ରଚନା ଭାବେ ଜଣା ଶିଶୁ ବେଦ ଓ ସପ୍ତାଙ୍ଗ ସାରଳା ଦାସଙ୍କ ପୁରାତନ ଓଡ଼ିଆ ରଚନା ଓ ମାର୍କଣ୍ଡ ଦାସଙ୍କ ରଚନାରେ ଥିବା ଓଡ଼ିଆ ମଧ୍ୟରେ ସଂଯୋଗ ଦର୍ଶାଇଥାଆନ୍ତି ।
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
୨୦୧୪ ମସିହା ମାର୍ଚ୍ଚ ୧୧ରେ ଓଡ଼ିଆଭାଷାକୁ କେନ୍ଦ୍ର ସରକାର ଶାସ୍ତ୍ରୀୟ ଭାଷାର ମାନ୍ୟତା ଦେଇଥିଲେ । ତେଣୁ ପ୍ରତିବର୍ଷ ମାର୍ଚ୍ଚ ୧୧ ତାରିଖରେ ରାଜ୍ୟ ବ୍ୟାପୀ ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ପାଳନ କରାଯିବାକୁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଥିଲେ । ଶାସ୍ତ୍ରୀୟ ଭାଷା ଉପଦେଷ୍ଟା କମିଟିର ବୈଠକରେ ଏକ ନିଷ୍ପତ୍ତି ନିଆଯାଇଥିଲା । ଏହି ଅବସରରେ ଓଡ଼ିଆ ଭାଷା ସମ୍ପର୍କରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ସଂସ୍କୃତି ବିଭାଗ ତଥା ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଘୋଷଣା କରାଯାଇଥିଲା ।
ମାଇକେଲ ଫାରାଡ଼େ, ଇଂରେଜ ପଦାର୍ଥ ବିଜ୍ଞାନୀ ଏବଂ ରସାୟନବିଦ ଥିଲେ । ସେ ବିଦ୍ୟୁତ୍ ସ୍ରୋତର ଚୁମ୍ବକୀୟ ପ୍ରଭାବ ଆବିଷ୍କାର କରିଥିଲେ । ସେ ବିଦ୍ୟୁତ୍-ଚୁମ୍ବକୀୟ ପ୍ରେରଣର ଗବେଷଣା କରି ତାକୁ ନିୟମଭୁକ୍ତ କରିଥିଲେ । ଏହାଦ୍ୱାରା ଡାଇନାମୋ ଏବଂ ବିଦ୍ୟୁତ୍ ମୋଟରର ନିର୍ମାଣ ହୋଇଥିଲା । ପରେ 'ଗସ' (Gauss) ଙ୍କର ବିଦ୍ୟୁତ-ଚୁମ୍ବକତ୍ୱର ଚାରି ସମୀକରଣରେ ଫାରାଡ଼େଙ୍କର ଏହି ନିୟମ ମଧ୍ୟ ମିଶିଲା । ଫାରାଡ଼େ ବିଦ୍ୟୁତ୍ ରସାୟନ ଉପରେ ମଧ୍ୟ ଅନେକ ଗବେଷଣା କରିଥିଲେ ଏବଂ ଦୁଇଟି ନିୟମ ମଧ୍ୟ ଦେଇଥିଲେ ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।
ଶ୍ରୀ ଅରବିନ୍ଦ (ବଙ୍ଗାଳୀ - শ্রী অরবিন্দ - Sri Ôrobindo) ହେଉଛନ୍ତି ଏକାଧାରରେ ଜଣେ ଯୋଗୀ, ଗୁରୁ, କ୍ରାନ୍ତିକାରୀ, ସ୍ୱାଧୀନତା ସଂଗ୍ରାମୀ, ଦାର୍ଶନିକ ତଥା କବି । ସେ ୧୫ ଅଗଷ୍ଟ ୧୮୭୨ ମସିହାରେ ଇଂରେଜ ଶାସନାଧୀନ ଭାରତର କଲିକତା ନଗରରେ ଭୂମିଷ୍ଠ ହୋଇଥିଲେ । ମାନବ ଜାତିର ପୂର୍ଣାଙ୍ଗ ଅଭ୍ୟୁଦୟ ସମ୍ବନ୍ଧରେ ନିଜର ଦର୍ଶନ ବିକଶିତ ହେବା ଆଗରୁ ସେ ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଯୋଗଦାନ କରି ସେ ଜଣେ ମହାନ ନେତା ହିସାବରେ ପରିଚିତ ହୋଇ ଅଛନ୍ତି। ସେ ସଶସ୍ତ୍ର ସଂଗ୍ରାମରେ ବିଶ୍ୱାସୀ ଥିଲେ । ଶ୍ରୀ ଅରବିନ୍ଦଙ୍କ ଦର୍ଶନର ମୂଳ ତତ୍ତ୍ୱ ହେଉଛି ସାଧାରଣ ମାନବ ଜୀବନକୁ ଦିବ୍ୟ ଜୀବନରେ ରୂପାନ୍ତରଣ କରିବା । ସେ କହିଛନ୍ତି, ‘ମଣିଷ ହେଉଛି ଏକ ବିକାଶୋନ୍ମୁଖୀ ସତ୍ତା। ସେ ପୂର୍ଣ ବିକଶିତ ନୁହେଁ। ମାନସରୁ ଅତିମାନସ ପର୍ଯ୍ୟନ୍ତ ବିକାଶ ହେଉଛି ବିଶ୍ୱ ଚେତନା ଉତ୍ତରଣର ପରବର୍ତ୍ତୀ ମାଇଲ ଖୁଣ୍ଟ । ଆଉ ଏହା ଅତି ଆବଶ୍ୟକ କାରଣ ଏହା ହେଉଛି ଅନ୍ତରାତ୍ମାର ମୂଳ ଉଦ୍ଦେଶ୍ୟ ଓ ନୈସର୍ଗିକ ନିୟମ।’ ଏହିପରି ଭାବରେ ଶ୍ରୀ ଅରବିନ୍ଦ ‘ମୁକ୍ତି’କୁ ଏକ ଭିନ୍ନ ରୂପରେ ପ୍ରତି ପାଦନ କରିଛନ୍ତି, ଯାହା ବୈୟକ୍ତିକ ନୁହେଁ ବରଂ ସାମଗ୍ରିକ, ସମ୍ପୂର୍ଣ୍ଣ ମାନବ ସମାଜର ଉତ୍ତରଣରେ ବିଶ୍ୱାସୀ। ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦର୍ଶନ, ଧର୍ମ, ସାହିତ୍ୟ ଓ ମନୋବିଜ୍ଞାନର ସମନ୍ୱୟ ଶ୍ରୀ ଅରବିନ୍ଦଙ୍କ ଲେଖାରେ ଦେଖିବାକୁ ମିଳେ। ଶ୍ରୀ ଅରବିନ୍ଦଙ୍କ କୃତି ଭିତରେ ଦର୍ଶନ, କାବ୍ୟ, ବେଦ, ଉପନିଷଦ ଏବଂ ଗୀତା ଆଦିର ଅନୁବାଦ ଓ ଟୀକା, ନାଟକ, ସାମାଜିକ, ରାଜନୈତିକ ଓ ଐତିହାସିକ ସମାଲୋଚନା, ଆଧ୍ୟାତ୍ମିକ ଲେଖା, ପତ୍ର ପତ୍ରିକା ଓ ପତ୍ରାବଳୀ ଆଦି ଅନ୍ତର୍ଭୁକ୍ତ। ତାଙ୍କର ସାହିତ୍ୟିକ ସୃଷ୍ଟି ଦର୍ଶନ, କାବ୍ୟ ଓ ନାଟକୀୟତାରେ ଏକ ମଧୁର ସମନ୍ୱୟରେ ସୁଗଠିତ ଯାହା କିଞ୍ଚିତ୍ ଜଟିଳ, ଓ ସହଜରେ ବୋଧଗମ୍ୟ ନୁହେଁ। ତାଙ୍କର କତିପୟ ରଚନା ବଳି ନିମ୍ନରେ ପ୍ରଦତ୍ତ ହେଲା। ଦ ଲାଇଫ ଡିଭାଇନ The Life Divine (1940), ଦ ହ୍ୟୁମାନ ସାଇକଲ The Human Cycle (1949), ଦ ଆଇଡିଆଲ ଅଫ ହ୍ୟୁମାନ ୟୁନିଟି The Ideal of Human Unity (1949), ଅନ ଦି ବେଦ On the Veda (1956), କଲେକ୍ଟେଡ ପଏମସ ଏଣ୍ଡ ପ୍ଲେଜCollected Poems and Plays (1942), ଏସେଜ ଅନ ଦି ଗୀତାEssays on the Gita (1928), ଦ ସିନ୍ଥେସିସ ଅନ ଯୋଗ The Synthesis of Yoga (1948), and ସାବିତ୍ରୀ : ଏ ଲିଜେଣ୍ଡ ଏଣ୍ଡ ଏ ସିମ୍ବଲ Savitri: A Legend and a Symbol (1950).
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବିମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ଓଡ଼ିଶାରେ ଫଗୁ ଦଶମୀରୁ ଦୋଳ ଯାତ୍ରା ଆରମ୍ଭ ହୋଇଥାଏ । ଏହାର ଗୁରୁତ୍ୱ ବୈଷ୍ଣବ ଧର୍ମ ପରମ୍ପରାର ପ୍ରଚାର ଓ ପ୍ରସାର ସହିତ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ତେବେ ଏହା ମୁଖ୍ୟତଃ ଗ୍ରାମ ଗ୍ରାମ ମଧ୍ୟରେ, ଗୋଷ୍ଠୀ ଗୋଷ୍ଠୀ ମଧ୍ୟରେ, ବ୍ୟକ୍ତି ବ୍ୟକ୍ତି ମଧ୍ୟରେ ଏକ ସ୍ନେହ, ସଦ୍ଭାବ ଓ ପାରମ୍ପାରିକ ସୌହାର୍ଯ୍ୟର ପରିଚାୟକ ପର୍ବ ଭାବରେ ପାଳିତ ହୋଇଥାଏ । ପୃଥିବୀରେ ନୂତନ ଶିହରଣ ଜଗାଇ ପାରିବା ଭଳି ଶକ୍ତିରେ ଶକ୍ତିମନ୍ତ ଋତୁରାଜ ବସନ୍ତକୁ ସ୍ୱାଗତ ଜଣାଇବା ପାଇଁ ଦୋଳଯାତ୍ରାର ଆୟୋଜନ ବୋଲି ଗ୍ରହଣ କରାଯାଇଥାଏ। ଦ୍ୱାଦଶ ଶତାବ୍ଦୀର ଓଡ଼ିଆ ଜ୍ୟୋତିର୍ବିଦ ଶତାନନ୍ଦଙ୍କ ରଚିତ ଶତାନନ୍ଦ ସଂଗ୍ରହରେ ଦୋଳଯାତ୍ରା ସଂପର୍କରେ ବିଭିନ୍ନ ବର୍ଣ୍ଣନାରୁ ସ୍ପଷ୍ଟ ଅନୁମିତ ହୁଏ ଯେ ଅତି କମରେ ଦୀର୍ଘ ଆଠଶହ ବର୍ଷ ତଳୁ ଓଡ଼ିଶାରେ ଦୋଳଯାତ୍ରା ପାଳିତ ହୋଇ ଆସୁଛି । ସାଧାରଣତଃ ଏହି ଯାତ୍ରା ପାଞ୍ଚଦିନ ପାଇଁ ମହାସମାରୋହରେ ପାଳିତ ହୋଇ ରଜଦୋଳ ବା ପଞ୍ଚୁଦୋଳ ନାମରେ ନାମିତ ହୋଇଥାଏ । କେତେକ ସ୍ଥାନରେ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ଆରମ୍ଭ ହୋଇ ପାଞ୍ଚଦିନ ପର୍ଯ୍ୟନ୍ତ ପଞ୍ଚଦୋଳ ଭାବେ ଯାତ୍ରା ପାଳନ କରାଯିବାବେଳେ ଆଉ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନକୁ ପର୍ବର ଶେଷ ଦିବସ ରୂପେ ରଜଦୋଳ ନାମରେ ନାମିତ ହୋଇ ଏହି ଯାତ୍ରା ଶେଷହୁଏ । ଯେଉଁ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନରୁ ଆରମ୍ଭ ହୋଇ ଛଅଦିନ ପର୍ଯ୍ୟନ୍ତ ଏହି ପର୍ବ ପାଳିତ ହୋଇଥାଏ, ସେଠାରେ ଛଅଦୋଳ ଏବଂ ଯେଉଁଠି ନଅଦିନ ପର୍ଯ୍ୟନ୍ତ ପାଳନ କରାଯାଇପାରେ ସେଠାରେ ଏହାକୁ ନବଦୋଳ ବୋଲି କୁହାଯାଏ। ଅନେକ ସ୍ଥାନରେ ସାତଦିନ ଓ ଦଶଦିନ ଧରି ଦୋଳଯାତ୍ରା ଆୟୋଜିତ ହେବାର ଦୃଷ୍ଟାନ୍ତ ମଧ୍ୟ ରହିଛି ।
ଚନ୍ଦ୍ରଗୁପ୍ତ ମୌର୍ଯ୍ୟ (ରାଜ୍ୟକାଳ : 321 ଖ୍ରୀ: ପୂରୁ 298 ଖ୍ରୀ: ପୂ ) "ମୌର୍ଯ୍ୟ" ସାମ୍ରାଜ୍ୟର ପ୍ରତିଷ୍ଠାତା ଥିଲେ । ସେ ଏକ ସାଧାରଣ ପରିବାରରେ ଜନ୍ମଗଜନ୍ମଗ୍ରହଣ କରିଥିଲେ । ସେ କୌଟିଲ୍ୟ ଚାଣକ୍ୟଙ୍କର (ଅର୍ଥଶାସ୍ତ୍ରର ରଚୟୀତା) ଶିଷ୍ୟ ଥିଲେ । ଚନ୍ଦ୍ରଗୁପ୍ତ ମୌର୍ଯ୍ୟ ହିଁ ଦେଶର ପ୍ରଥମ ଶାସକ ଥିଲେ ଯିଏକି ସମ୍ପୂର୍ଣ୍ଣ ଭାରତକୁ ସର୍ବ ପ୍ରଥମେ ନିଜ ଅଧୀନକୁ ଆଣିଥିଲେ । ଐତିହାସିକମାନଙ୍କ ମତରେ ସେ ଜୈନଧର୍ମଲମ୍ବୀ ଥିଲେ । ସେ ତାଙ୍କର ଶାସନ ପଦ୍ଧତି ସବୁ ଶିଲଲେଖ ମାଧ୍ୟମରେ ଲେଖଉଥିଲେ, ଯାହାକି ଆଜି ମଧ୍ୟ ଦେଖିବାକୁ ମିଳେ । ତାଙ୍କର ନାତି ଯିଏ କି ସମ୍ରାଟ ''ଅଶୋକ'' ନାମରେ ସାରା ବିଶ୍ୱରେ ପରିଚିତ ସେ ଏକ ଐତିହାସିକ ସ୍ତମ୍ବ ସ୍ଥାପନ କରିଥିଲେ ଏବଂ ସେ ଭାରତରେ ବୌଦ୍ଧ ଧର୍ମର ପ୍ରଚାର ପ୍ରସାର ପାଇଁ ଅନେକ ଉଲେଖନୀୟ କାର୍ଯ୍ୟ କରିଥିଲେ । ମହାନ ଗ୍ରୀକ ଦାର୍ଶନିକ ମେଘାସ୍ଥିନିସ ତାଙ୍କ ଦରବାରରେ ୪ ବର୍ଷ ଗ୍ରୀକ ପ୍ରତିନିଧି ଭାବରେ କାର୍ଯ୍ୟ କରିଥିଲେ । ଗ୍ରୀକ ଓ ଲାଟିନରେ ଚନ୍ଦ୍ରଗୁପ୍ତ ''ସାନ୍ଦ୍ରୋକୋଟୋସ'' ଏବଂ ''ଅଣ୍ଡ୍ରୋକୋଟୋସ'' ନାମରେ ମଧ୍ୟ ପରିଚିତ ।
କୃଷ୍ଣ ହିନ୍ଦୁ ଦେବତା ଓ ଭଗବାନ ବିଷ୍ଣୁଙ୍କ ଅବତାର। କୃଷ୍ଣ ଅନ୍ୟ ହିନ୍ଦୁ ଦେବାଦେବୀଙ୍କଠାରୁ ଅଧିକ ଆଦରଣୀୟ ଏବଂ ଲୋକପ୍ରିୟ ଦେବତା ମଧ୍ୟରେ ଅନ୍ୟତମ। ଅବତାର ଅର୍ଥ ଅବତୀର୍ଣ୍ଣ ହେବା,ଭକ୍ତମାନଙ୍କୁ ଦିବ୍ୟାନନ୍ଦ ପ୍ରଦାନ ନିମିତ୍ତ ଓ ଭଗବତ ଧର୍ମ ଠିକ ସ୍ଥାନରେ ଲାଗି ଦେବକୀଙ୍କ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ଶଙ୍ଖ,ଚକ୍ର,ଗଦା,ପଦ୍ମଧାରୀ ସ୍ୱରୂପରେ ମାତାପିତାଙ୍କୁ ଦର୍ଶନ ଦେଇଥିଲେ। ବାଳକ ରୂପରେ ଲୀଳା ଛଳରେ ଦୈତ୍ୟମାନଙ୍କୁ ସ୍ୱଧାମକୁ ପଠେଇ ପୃଥିବୀର ପାପ ଭାର ଲାଘବ କରିଥିଲେ। ବ୍ରହ୍ମା,ଶଙ୍କର ସନକାଦି ମୂନିଋଷିଙ୍କର ପୂଜ୍ୟ ହୋଇମଧ୍ୟ ସାଧାରଣ ବାଳକ ପରି ଲୀଳା କରୁଥିଲେ।
ଆହେ ଦୟାମୟ ବିଶ୍ୱ ବିହାରୀ ଓଡ଼ିଆ ଭାଷାର ଏକ ପ୍ରାର୍ଥନା । ଏହା ଓଡ଼ିଆ ଶିକ୍ଷକ ଓ କବି ରାମକୃଷ୍ଣ ନନ୍ଦଙ୍କ "ଝୁମୁକା" କବିତା ସଂକଳନରୁ ଆନୀତ । ଏହି ପ୍ରାର୍ଥନାଟି ଗାନ୍ଧୀଙ୍କର ସାବରମତୀ ଆଶ୍ରମର ପ୍ରାର୍ଥନା ସଭାରେ ବୋଲାଯାଉଥିଲା। ପାରମ୍ପରିକ ଭାବେ ଏହି ଗୀତଟିକୁ ଓଡ଼ିଶୀ ସଙ୍ଗୀତର ଚକ୍ରକେଳୀ ବୃତ୍ତର ଛାନ୍ଦ ଭାବେ ଗାୟନ କରାଯାଏ । ଗୀତଟି ଓଡ଼ିଆ ଚଳଚ୍ଚିତ୍ର ବଳିଦାନରେ ମଧ୍ୟ ସ୍ଥାନ ପାଇଥିଲା ।
କିଶୋରନଗର ଭାରତୀୟ ରାଜ୍ୟ ଓଡ଼ିଶାର ଅନୁଗୋଳ ଜିଲ୍ଲାରେ ଅବସ୍ଥିତ ଏକ ସହର । ଏହାର ଅନ୍ୟନାମ ରାଜକିଶୋରନଗର ଏବଂ ଏହା ଜାତୀୟ ରାଜପଥ ୫୫ ଉପରେ ରହିଛି । ଏହା ଏକ ବ୍ଲକ ଏବଂ ତହସିଲ ଅଞ୍ଚଳ ଓ କିଶୋରନଗର ସହର ଏହାର ମୁଖ୍ୟ ଦପ୍ତର । ଏହାର ଜିଲ୍ଲା ସଦର ମହକୁମା ଅନୁଗୋଳ ଏଠାରୁ ୮୭ କିଲୋମିଟର ଦୂରରେ ଅବସ୍ଥିତ । ଏହା ଆଠମଲ୍ଲିକ ଉପଖଣ୍ଡ ଅନ୍ତର୍ଗତ ଏକ ବ୍ଲକ ଅଟେ। ଆଠମଲ୍ଲିକଠାରୁ ଏହାର ଦୂରତା ପ୍ରାୟ ୪୦ କିଲୋମିଟର।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହା ଜୁଲାଇ ୭ ତାରିଖରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହୋଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.
ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦, ଅନ୍ୟମତ ୧୭୫୭ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ପୁରାତନ ଓଡ଼ିଆ କବି। ତରୁଣ ବୟସରେ ସେ ବାଘ ଗୀତ, ଚଢ଼ାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି।ଅଭିମନ୍ୟୁ ସାମନ୍ତସିଂହାର ଓଡ଼ିଆ କବି ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦, ଅନ୍ୟମତ ୧୭୫୭ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ପୁରାତନ ଓଡ଼ିଆ କବି। ତରୁଣ ବୟସରେ ସେ ବାଘ ଗୀତ, ଚଢ଼ାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି। Quick Facts: ବିଦଗ୍ଧ କବିଅଭିମନ୍ୟୁ ସାମନ୍ତସିଂହାର ମହାପାତ୍ର, ଜନ୍ମ ଓ ଜନ୍ମସ୍ଥାନ ... ବିଦଗ୍ଧ କବି ଅଭିମନ୍ୟୁ ସାମନ୍ତସିଂହାର ମହାପାତ୍ର ଅଭିମନ୍ୟୁ ସାମନ୍ତସିଂହାର ଜନ୍ମ ଓ ଜନ୍ମସ୍ଥାନ ୨୩ ଫେବୃଆରୀ ୧୭୬୦ (ମାଘ ସପ୍ତମୀ) ବାଲିଆ, ଯାଜପୁର ଜିଲ୍ଲା 20°43′32″N 86°16′22″E ମୃତ୍ୟୁ ୧୫ ଜୁନ ୧୮୦୬ (ବୟସ ୪୬) (ରଜସଂକ୍ରାନ୍ତି) ବାଲିଆ, ଯାଜପୁର ଜିଲ୍ଲା ଜାତୀୟତା ଭାରତୀୟ ଜୀବିକା କବି ଜଣାଶୁଣା କାମ ବିଦଗ୍ଧ ଚିନ୍ତାମଣି ଜୀବନସାଥି ବିମଳା ଦେବୀ ବାପା ବୋଉ ଇନ୍ଦ୍ରଜିତ ସାମନ୍ତସିଂହାର ତୁଳସୀ ଦେବୀ ସମ୍ପର୍କୀୟ ନିମାଇଁ ଚରଣ ହରିଚନ୍ଦନ (ବଂଶଜ) ପରିବାର ସାମନ୍ତସିଂହାର ବଂଶ Close ଜୀବନୀ ସାମନ୍ତସିଂହାର ବଂଶ ଅଭିମନ୍ୟୁଙ୍କ ଆଦି ଜନ୍ମସ୍ଥାନ ଜୟପୁର ଅନ୍ତର୍ଗତ ଭାବଙ୍ଗର । । ସାମନ୍ତସିଂହାର ବଂଶ ସେ ବଂଶର ଅନେକ ପରବର୍ତ୍ତୀ ବୋଲି ଅନୁମାନ କରାଯାଏ । ଏ ବଂଶ ଖୋର୍ଦ୍ଧାର ଭୋଇବଂଶୀୟ ରାଜାଙ୍କଠାରୁ ବରୁଆଂପ୍ରଗନା-ଅନ୍ତର୍ଗତ ବାଲିଆ ଜମିଦାରୀ ପ୍ରାପ୍ତ ହୋଇଥିଲେ । ସାମନ୍ତସିଂହାର ଉପାଧି ସାମନ୍ତସିଂହାର ଉପାଧି କାହାଠାରୁ ପ୍ରାପ୍ତ ହୋଇଥିଲା ତାହା ନିଶ୍ଚିତରୂପେ ଜଣା ନାହିଁ । କେତେକଙ୍କ ମତେ ସେ ଅଞ୍ଚଳରେ ସେତେବେଳେ ବରପଦା ପ୍ରଭୃତି ନାମରେ ସାତ ଟପା ଥିଲା । ଏହି ସାତ ଟପାରେ ରଣସିଂହ ମହାପାତ୍ର, ଦକ୍ଷିଣରାୟ ମହାପାତ୍ର ପ୍ରଭୃତି ବିଭିନ୍ନ ରାଜୋପାଧିଧାରୀ ସାତ ସାମନ୍ତ ଥିଲେ । ଅଭିମନ୍ୟୁଙ୍କ ପୂର୍ବପୁରୁଷ ଏହି ସାମନ୍ତ ମଧ୍ୟରେ ଗଣ୍ୟ ନ ହେଉଥିଲେ ହେଁ ଏକ ସମୟରେ ସେ ବଂଶର ଜଣେ କେହି ଅପର ସାତ ସାମନ୍ତଙ୍କୁ ଗୋଟିଏ ମହା ବିପଦରୁ ବୁଦ୍ଧିବଳେ ରକ୍ଷା କରିଥିଲେ । ଏଥିରେ ସାମନ୍ତମାନେ ସନ୍ତୁଷ୍ଟ ହୋଇ 'ସାମନ୍ତସିଂହାର' ଅର୍ଥାତ୍ ସାମନ୍ତଭୂଷଣ ଉପାଧି ପ୍ରଦାନ କରିଥିଲେ । ସେହି ଉପାଧି ରାଜଦତ୍ତ ଉପାଧି ପ୍ରାୟ ସମ୍ମାନ ସହ ବଂଶପରମ୍ପରା ଚଳି ଆସୁଛି । ଜନନୀ ତୁଳସୀ ଦେବୀ ଉଦୟପୁର(ଲାଉଖିଆ) ଗ୍ରାମର ବିଖ୍ୟାତ ପଟ୍ଟନାୟକ ବଂଶରେ ଜନ୍ମଲାଭ କରିଥିଲେ । ସପତ୍ନୀମାନଙ୍କ ମଧ୍ୟରେ ସେ ଅଧିକ ଧର୍ମପରାୟଣା ଥିଲେ । ବଂଶାବଳୀ ବନ୍ଦକୀ ସାମନ୍ତସିଂହାର ମହାପାତ୍ର ଖୋସାଲି ସାମନ୍ତସିଂହାର ଇନ୍ଦ୍ରଜିତ ସାମନ୍ତସିଂହାର ଅଭିମନ୍ୟୁ ସାମନ୍ତସିଂହାର ମହାପାତ୍ର ସୁରଥ ଛୋଟରାୟ କବିଙ୍କର ଜନ୍ମ ୧୭୬୦ ମସିହା ଫେବୃଆରୀ ୨୩ତାରିଖ ଦିନ ଯାଜପୁର ଜିଲ୍ଲାର ବାଲିଆଠାରେ ହୋଇଥିଲା ।ବାଲିଆ ଗ୍ରାମ ଯାଜପୁର ଜିଲ୍ଲାର ପ୍ରସିଦ୍ଧ ବୌଦ୍ଧପୀଠ ଉଦୟଗିରିଠାରୁ ଅନତିଦୁରରେ ଅବସ୍ଥିତ। ତାଙ୍କର ପିତା ଥିଲେ ଜଣେ ଅପୁତ୍ରିକ ଜମିଦାର ଇନ୍ଦ୍ରଜିତ ସାମନ୍ତ ସିଂହାର । ସଦାନନ୍ଦ କବିସୂର୍ଯ୍ୟ ବ୍ରହ୍ମା ନାମରେ ଜଣେ ପଣ୍ଡିତଙ୍କ ଦେବପୂଜା ହେତୁ ଅଭିମନ୍ୟୁ ଜନ୍ମ ହେବାର ପ୍ରବାଦ ରହିଛି । ସେ ହି ଅଭିମନ୍ୟୁଙ୍କ ଗୁରୁ ଥିଲେ । ମାତ୍ର ୯ ବର୍ଷ ବୟସରେ ସେ ପ୍ରଥମ ପଦ୍ୟ ରଚନା କରିଥିଲେ। “ କରମଙ୍ଗା ଗଛ ଛାଇ ଗୋ, ମୋର ହୁଁ ଗୋ । କରମ ଯାହାର ସଫଳ ହୋଇବ, କୃଷ୍ଣଙ୍କୁ ଲଭିବ ସେହି ଗୋ, ମୋର ହୁଁ ଗୋ । ” — ଅଭିମନ୍ୟୁ ସାମନ୍ତସିଂହାର ସାହିତ୍ୟ କୃତି ବିଦଗ୍ଧ ଚିନ୍ତାମଣି ପ୍ରେମ କଳା ରସବତୀ ସୁଲକ୍ଷଣା ପ୍ରେମ ତରଙ୍ଗିଣୀ ବାଘ ଗୀତ ଚଢ଼େଇ ଗୀତ ବୋଲେ ହୁଁ ପ୍ରେମ (ପ୍ରୀତି) ଚିନ୍ତାମଣି ବିଦଗ୍ଧ ଚିନ୍ତାମଣି ତାଙ୍କ ରଚିତ ଓଡ଼ିଆ ସାହିତ୍ୟର ଏକ ମୁଲ୍ୟବାନ ଗ୍ରନ୍ଥ । କେତେଗୋଟି ଜନପ୍ରିୟ ଛାନ୍ଦର ବିଶିଷ୍ଟ ରାଗ ନାମ ଏହି ଗ୍ରନ୍ଥରେ ଦେଖିବାକୁ ମିଳେ, ଯଥା- ଗଡ଼ମାଳିଆ, ଫୁଲତୋଳା ଇତ୍ୟାଦି । ଏଭଳି ନାମଗୁଡ଼ିକୁ କବିଙ୍କ ଶ୍ରଦ୍ଧା ନାମ କୁହାଯାଇପାରେ । ଏହି ଗ୍ରନ୍ଥରୁ ତାଙ୍କ ଜନ୍ମ ବିଷୟରେ ମଧ୍ୟ ଜାଣିହୁଏ । “ ଇନ୍ଦ୍ରଜିତ ଏ ଛାନ୍ଦ ଭଣାଇ ରାଧା ଧ୍ୟାନ କରି ” — ବାଘ ଗୀତ “ ବାଲିଆ ବୋଲି ଯେ ଏକ ନଗର ତହିଁ ନୃପତି ସାମନ୍ତ ସିଂହାର ” —ବାଘ ଗୀତ ତାଙ୍କ ପିତା ଇନ୍ଦ୍ରଜିତ ସାମନ୍ତ ସିଂହାରଙ୍କ ସମ୍ପର୍କରେ ବି ଏଥିରେ ବର୍ଣ୍ଣିତ । ସେ ଯେ ସେଠାକାର ରାଜା ଥିଲେ ଓ ତାଙ୍କ ଲେଖାପାଇଁ ଉତ୍ସାହିତ କରିଥିଲେ ତାହା ଏଥିରେ ବର୍ଣ୍ଣିତ । ଆଧାର ବାହାର ଆଧାର ABOUT THIS ARTICLE View edit history Updated 152 days ago View talk page Discuss improvements to this article READ MORE ଦେବଦୁର୍ଲ୍ଲଭ ଦାସ ପ୍ରାଚୀନ ଓଡ଼ିଆ କବି ବାଇକୋଳି ମହାପାତ୍ର ପଣ୍ଡିତ ବାଇକୋଳି ମହାପାତ୍ର ଏକାଧାରରେ ଜଣେ ସାହିତ୍ୟିକ, ଐତିହାସିକ, ଶିକ୍ଷାବିତ୍ ଓ ସଂଗଠକ ଥିଲେ । ସେ ଗଞ୍ଜାମ ଜିଲ୍ଲାର ଖଲିକୋଟ ଅନ୍ତର୍ଗତ ବାଲୁଙ୍କେଶ୍ୱର ଶାସନରେ ୧୯୦୮ରେ ଜନ୍ମ ଗ୍ରହଣ କରିଥିଲେ। ତାଙ୍କ ଅଗ୍ରଜମାନେ ଅକାଳରେ ମରି ଯାଉଥିବାରୁ ତାଙ୍କ ପିତାମାତା ଅପମୃତ୍ୟୁ ଟଳାଇବା ଉଦ୍ଦେଶ୍ୟରେ ତାଙ୍କର ନାମ ବାଇକୋଳି ରଖିଥିଲେ। ରଘୁନାଥ ପରିଚ୍ଛା କବିଚନ୍ଦ୍ର ରଘୁନାଥ ପରିଚ୍ଛା ଓଡ଼ିଶାର ଜଣେ ପୁରାତନ କବି । ସେ ପାରଳାଖେମୁଣ୍ଡିରେ ଜନ୍ମିତ । ସେ ଗୋପୀନାଥ ମହାପ୍ରଭୁଙ୍କ ସମ୍ବନ୍ଧିତ ଅନେକ ଛାନ୍ଦ, କାବ୍ୟ ଲେଖି ଓଡ଼ିଶୀ ସଙ୍ଗୀତ, ନାଟକ ଓ ସାହିତ୍ୟକୁ ସମୃଦ୍ଧ କରିଛନ୍ତି । ରଘୁନାଥ ପରିଚ୍ଛା ପାରଳାଖେମୁଣ୍ଡିର ଅନ୍ୟତମ ପ୍ରସିଦ୍ଧ କବି ଗୌରହରି ପରିଚ୍ଛାଙ୍କ ସମସାମୟିକ ଥିଲେ । ନିଜ କବିତ୍ୱ ଛଡ଼ା ଜ୍ୟୋତିଷ ଓ ଗାୟକ ଭାବେ ସେ ଖ୍ୟାତି ଲାଭ କରିଥିଲେ । Content is available under CC BY-SA 3.0 unless otherwise noted.
ସାର୍ ଚନ୍ଦ୍ରଶେଖର ଭେଙ୍କଟ ରମଣ (୭ ନଭେମ୍ବର ୧୮୮୮ - ୨୧ ନଭେମ୍ବର ୧୯୭୦) ଜଣେ ଭାରତୀୟ ପଦାର୍ଥ ବିଜ୍ଞାନୀ ଥିଲେ । ୧୯୩୦ ମସିହାରେ ଆଲୋକ ପ୍ରତିସରଣ ଉପରେ ଗବେଷଣା (ରମଣ ପ୍ରଭାବ) ପାଇଁ ନୋବେଲ ପୁରସ୍କାର ପ୍ରଦାନ କରାଯାଇଥିଲା । ସେ ଆବିଷ୍କାର କରିଥିଲେ ଯେ ଆଲୋକ ରଶ୍ମି ଯେତେବେଳେ ଗୋଟିଏ ସ୍ୱଚ୍ଛ ପଦାର୍ଥ ଦେଇ ଅତିିିିକ୍ରମ କରେ , କିଛି ଆଲୋକ ରଶ୍ମି ବିଚ୍ଛୁରିତ ହୋଇଯାନ୍ତି ଏବଂ ତାଙ୍କର ଦୈର୍ଘ୍ୟ ଓ ବିସ୍ତୃତିରେ ପରିବର୍ତ୍ତନ ହୁଏ ।ଏହି ପ୍ରତ୍ୟକ୍ଷ ଭାବେ ପରିପ୍ରକାଶ ଘଟଣାକୁ ରମଣ ବିିିିଚ୍ଛୁରଣ କୁହାଯାଏ, ଯାହାକି ରମଣ ପ୍ରଭାବଦ୍ୱାରା ହୋଇଥାଏ । ୧୯୫୪ରେ ଭାରତ ସରକାର ତାଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ବିଶଲ୍ୟକରଣୀ (Tridax procumbens) ସାଧାରଣତଃ Coatbuttons କିମ୍ବା Tridax Daisy ଭାବରେ ଜଣାଶୁଣା। ଏହା Daisy ପରିବାରର ଏକ ସପୁଷ୍ପକ ଉଦ୍ଭିଦ । ଏହା ଏକ ବ୍ୟାପକ ତୃଣକ ଏବଂ ମାଡୁଥିବା ଉଦ୍ଭିଦଭାବରେ ଜଣାଶୁଣା। ଟ୍ରପିକାଲ୍ ଆମେରିକା ଏହାର ମୂଳ ଦେଶ, କିନ୍ତୁ ଏହା ଟ୍ରପିକାଲ୍, ସବଟ୍ରୋପିକାଲ୍ ଏବଂ ମୃଦୁ ତାପମାତ୍ରା ଅଞ୍ଚଳ ସହିତ ମଧ୍ୟ ପରିଚିତ ହୋଇଛି | ଯୁକ୍ତରାଷ୍ଟ୍ରରେ ଏହା ଏକ ବିଷାକ୍ତ ତୃଣକ ଭାବରେ ତାଲିକାଭୁକ୍ତ ହୋଇଛି ଏବଂ ନଅଟି ରାଜ୍ୟରେ ଏହା ଅନିୟନ୍ତ୍ରିତ ଭାବେ ବଢୁଥିବା ଯୋଗୁଁ ସେଠାରେ ଚିନ୍ତାର ବିଷୟ ପାଲଟିଛି
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
କଳିଙ୍ଗ ଭାରତର ଓଡ଼ିଶାର ଉପକୂଳ ଭାଗ ଓ ଆନ୍ଧ୍ର ପ୍ରଦେଶର ଆନ୍ଧ୍ରା ଭାଗକୁ ନେଇ ଗଠିତ ଏକ ପୁରାତନ ସାମ୍ରାଜ୍ୟ । ମହାଭାରତର ଦୁର୍ଯ୍ୟୋଧନଙ୍କ ପତ୍ନୀ କଳିଙ୍ଗରୁ ଥିଲେ ବୋଲି ଏଥିରେ ବର୍ଣ୍ଣିତ । ଏଥି ସକାଶେ କଳିଙ୍ଗର ଅଧିବାସୀ କୁରୁକ୍ଷେତ୍ର ଯୁଦ୍ଧରେ କୌରବଙ୍କ ପକ୍ଷରେ ଲଢ଼ାଇ କରିଥିଲେ । ପାଞ୍ଚଟି ପୂର୍ବଭାଗଆର ସାମ୍ରାଜ୍ୟ ଯଥା: ଅଙ୍ଗ (ମଝି, କେନ୍ଦ୍ରଭାଗର ବିହାର), ବଙ୍ଗ (ପଶ୍ଚିମ ବଙ୍ଗ, ବଙ୍ଗଳାଦେଶ), କଳିଙ୍ଗ ( ଓଡ଼ିଶାର ସାଗର ଉପକୂଳ ନିକଟସ୍ଥ ଭାଗ), ପୁଣ୍ଡ୍ର (ପଶ୍ଚିମ ବଙ୍ଗଳାଦେଶ ଓ ପଶ୍ଚିମବଙ୍ଗ), ସୁହମା (ଉତ୍ତର-ପଶ୍ଚିମ ବଙ୍ଗଳାଦେଶ ଓ ପଶ୍ଚିମବଙ୍ଗ) ବାବଦରେ ଏଥିରେ ବର୍ଣ୍ଣନା କରାଯାଇଅଛି । ଏଥିରେ କଳିଙ୍ଗର ଦୁଇଗୋଟି ରାଜଧାନୀ ଦନ୍ତପୁର ଓ ରାଜପୁର କଥା ବର୍ଣ୍ଣିତ । କଳିଙ୍ଗର ଅନେକ ରାଜଗାନ ସେତେବେଳ ଶାସନ କରୁଥିଲେ ।
ବିଅର ପୃଥିବୀର ସବୁଠାରୁ ଅଧିକ ପିଆଯାଉଥିବା, ଓ ସବୁଠାରୁ ପୁରାତନ ସୁରାସାର ଜାତୀୟ ପାନୀୟ; ପିଇବା ପାଣି ଓ ଚା' ପରେ ଏହା ୩ୟ ସବୁଠାରୁ ଜଣାଶୁଣା ପାନୀୟ । ଏହା ଶର୍କରାର ବ୍ରୁଇଙ୍ଗ ଓ ଫରମେଣ୍ଟେସନ ପ୍ରକ୍ରିୟାକାରଣରୁ ବାହାରି ଥାଏ, ଏହା ମଲ୍ଟ ଶସ୍ୟ ଯଥା, ଯଅ, ଗହମରୁ ବାହାରି ଥାଏ । ଶର୍କରା ଭାବରେ ଦାମ କମ ଥିବାରୁ ମକା ଓ ଚାଉଳ ସାଧାରଣତ ଏହା ସହିତ ମିଶାଯାଇଥାଏ । ଅଧିକାଂଶ ବିଅର ହୋପରେ ମିଶାଯାଇଥାଏ, ଯାହା ବିଅରରେ ପିତା ସୁଆଦ ଦେଇଥାଏ ଓ ଏକ ପ୍ରାକୃତିକ ସଂରକ୍ଷଣ ପାଇଁ ସାହାଯ୍ୟ କରିଥାଏ । ମାନବ ଜଗତର ସବୁଠାରୁ ପୁରାତନ ରଚନାରେ ବିଅରର ଉତ୍ପାଦନ ଓ ବଣ୍ଟନ ବାବଦରେ ବଖଣାଯାଇଛି:
ଶ୍ରୀମନ୍ଦିରରେ ଥିବା ବିଭିନ୍ନ ମଣ୍ଡପସବୁ ହେଲା: ଭେଟ ମଣ୍ଡପ, ଚାହାଣୀ ମଣ୍ଡପ, ସ୍ନାନ ମଣ୍ଡପ, ପ୍ରସାଦ ମଣ୍ଡପ, ବୈକୁଣ୍ଠ ମଣ୍ଡପ, ବକୁଳ ମଣ୍ଡପ, ଭୋଗ ମଣ୍ଡପ, ମୁକ୍ତି ମଣ୍ଡପ, ମାଜଣା ମଣ୍ଡପ, ଜଳକ୍ରୀଡା ମଣ୍ଡପ, ନାଭିକଟା ମଣ୍ଡପ, ଦେବସଭା ମଣ୍ଡପ, ଅଚିନ୍ତା ମଣ୍ଡପ, ନାଟପା ମଣ୍ଡପ, ଆଡ଼ପ ମଣ୍ଡପ, ବଳି ମଣ୍ଡପ, ରତ୍ନ ମଣ୍ଡପ (ରତ୍ନ ବେଦୀ), ଦୋଳ ମଣ୍ଡପ (ଦୋଳ ବେଦୀ) ଓ ଯଜ୍ଞ ମଣ୍ଡପ ।
ପୁର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ୧୯୩୦ରୁ ୧୯୪୦ ଭିତରେ ପ୍ରକାଶିତ ଏକ ବିଶାଳ ୭ ଖଣ୍ଡ ଓ ୯୫୦୦ ପୃଷ୍ଠାର ଓଡ଼ିଆ ଭାଷାକୋଷ ଯାହା ମୁଖ୍ୟତଃ ଗୋପାଳ ଚନ୍ଦ୍ର ପ୍ରହରାଜ (୧୮୭୪-୧୯୪୫) ଓ ତାଙ୍କର କେତେଜଣ ସହକର୍ମୀଙ୍କ ପ୍ରଚେଷ୍ଟା ଓ କେତେବର୍ଷର କଠିଣ ପରିଶ୍ରମରୁ ତିଆରି ହୋଇଥିଲା । ଏହା ଥିଲା ପ୍ରଥମ ଓଡ଼ିଆ ଭାଷାକୋଷ ।ଗୋପାଳ ଚନ୍ଦ୍ର ପ୍ରହରାଜ କେବଳ ଏଥି ନିମନ୍ତେ ଶବ୍ଦ ଖୋଜିବା ଓ ଏହାର ସମ୍ପାଦନା କରିନଥିଲେ, ସେ ଏହା ପାଇଁ ସର୍ବସାଧାରଣ ଅନୁଦାନ ଓ ଛପା ଖର୍ଚ ମଧ୍ୟ ବହନ କରିଥିଲେ ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
ହୀରାକୁଦ ନଦୀବନ୍ଧ, ମହାନଦୀ ତଟରେ ଅବସ୍ଥିତଥିବା ଓଡ଼ିଶାର ସବୁଠୁ ବଡ଼ ନଦୀବନ୍ଧ ଓ ଜଳ ପରିଯୋଜନା । ଏଠାରୁ ଜଳ ବିଦ୍ୟୁତ ଶକ୍ତି ଉତ୍ପାଦନ କରାଯାଇ ସାରା ଓଡ଼ିଶାକୁ ବିତରଣ କରାଯାଏ । ଏହା କୃଷି ଜଳସେଚନରେ ମଧ୍ୟ ସାହାଯ୍ୟ କରେ । ବନ୍ୟା ନିୟନ୍ତ୍ରଣ, ଜଳସେଚନ ଓ ବିଦ୍ୟୁତ ଉତ୍ପାଦନକୁ ଦୃଷ୍ଟିରେ ରଖି ହୀରାକୁଦ ବହୁମୁଖୀ ନଦୀବନ୍ଧ ଯୋଜନା ଭାରତ ସରକାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୧୯୫୭ରେ ସମ୍ପୂର୍ଣ୍ଣ ହୋଇଥିଲା । ଏହି ନଦୀବନ୍ଧ ଯୋଜନାରେ ସମୁଦାୟ ୮୪,୯୯୪ ବର୍ଗ କି.ମି. ଅଞ୍ଚଳରୁ ଜଳ ସଂଗୃହିତ ହେଉଥିବାବେଳେ ସେଥିରୁ ୬୭,୧୬୮ ବର୍ଗ କି.ମି.
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧ - ୨୩ ଅଗଷ୍ଟ ୧୯୩୮) ଜଣେ ଓଡ଼ିଆ କବି ଥିଲେ । ସେ ଏକାଧାରରେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । କୁନ୍ତଳା ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
କଙ୍କାଳ ଶବ୍ଦର ଇଂରାଜୀ ପ୍ରତିଶବ୍ଦ ହେଉଛି ସ୍କେଲିଟନ୍ (Skeleton) ଯାହାକି ଏକ ଗ୍ରିକ୍ ଶବ୍ଦ ଓ ତାହାର ଅର୍ଥ ହେଉଛି ଶୁଷ୍କ ଦେହ ବା ମମି (skeletos = "dried-body", "mummy") । ଏହା ଶରୀରର ଏପରି ଏକ ଅଙ୍ଗ ଯିଏ ଜୀବର ସମୁଦାୟ ଶରୀରକୁ ଆଶ୍ରା (Support) ଦିଏ । ଦୁଇ ପ୍ରକାର କଙ୍କାଳ ଅଛି: ବହିଃ କଙ୍କାଳ ଓ ଅନ୍ତଃ କଙ୍କାଳ । ଯେଉଁ କଙ୍କାଳ ଜୀବ ଶରୀରର ବହିଃ ଆବରଣ ବା ଘୋଡ଼ଣୀ ଭଳି ଥାଏ ତାହାକୁ ବହିଃ କଙ୍କାଳ କହନ୍ତି । ଶରୀର ଅଭ୍ୟନ୍ତରରେ ଥିବା କଙ୍କାଳକୁ ଅନ୍ତଃ କଙ୍କାଳ କହନ୍ତି ।
ଗୁରୁ ନାନକ ଲାହୋର ନିକଟବର୍ତ୍ତୀ ଏକ ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । ସେ ଅଲ୍ପ ବୟସରେ ସଂସାର ତ୍ୟାଗ କରି ଧର୍ମଜ୍ଞାନ ଲାଭ ନିମିତ୍ତ ଭାରତର ନାନା ସ୍ଥାନ ପରିଦର୍ଶନ କରିଥିଲେ । କଥିତ ଅଛି, ସେ ଇସଲାସ ଧର୍ମର ମୂଳତତ୍ତ୍ୱ ଅବଗତ ହେବା ନିମିତ୍ତ ସୁଦୂର ମକ୍କା ଓ ବାଗଦାଦକୁ ଯାତ୍ରା କରିଥିଲେ । ଶେଷ ଜୀବନରେ ସେ ପଞ୍ଜାବର କର୍ତ୍ତତପୁର ନାମକ ସ୍ଥାନରେ ଅବସ୍ଥାନ କରି ସ୍ୱ ଧର୍ମମତ ପ୍ରଚାର କରିଥିଲେ । ୧୫୩୮ ଖ୍ରୀଷ୍ଟାବ୍ଦରେ ଦେହ ତ୍ୟାଗ କରିଥିଲେ ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧcode: pi is deprecated ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
'ଗୋଆ' ଭାରତର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ ଏକ ରାଜ୍ୟ । କ୍ଷେତ୍ରଫଳ ହିସାବରେ ଏହା ଭାରତର କ୍ଷୁଦ୍ରତମ ତଥା ଜନସଂଖ୍ୟା ହିସାବରେ ଏହା ଭାରତର ଚତୁର୍ଥ କ୍ଷୁଦ୍ର ରାଜ୍ୟ । ଆରବ ସାଗର କୁଳରେ ଥିବା ଏହି ରାଜ୍ୟକୁ ଉତ୍ତରଦିଗରେ ମହାରାଷ୍ଟ୍ର, ପୂର୍ବ ଓ ଦକ୍ଷିଣ ଦିଗରେ କର୍ଣ୍ଣାଟକ ଘେରି ରହିଛି । ଗୋଆ ଭାରତର ସବୁଠାରୁ ଧନୀ ରାଜ୍ୟ । ଏହାର ମୋଟ ଘରୋଇ ଉତ୍ପାଦ (ଜି. ଡ଼ି. ପି.) ଦେଶର ଜି.