ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଜଗନ୍ନାଥ ମନ୍ଦିର (ବଡ଼଼଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼଼଼ଦେଉଳ ଏବଂ ବଡ଼଼଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଉପକ୍ରମ: ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣାଶୁଣା) । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ସମଗ୍ର ଭାରତବର୍ଷରେ ଦେବତାମାନଙ୍କ ନିମନ୍ତେ ଯେତେ ପ୍ରକାରର ରଥ ବ୍ୟବହାରରେ ଆସୁଛି, ତାହା ମଧ୍ୟରେ ଶ୍ରୀକ୍ଷେତ୍ରର ତିନି ରଥ ନିର୍ମାଣ ଶୈଳୀ ଅତୀବ ରହସ୍ୟମୟ । ବହୁ ପ୍ରାଚୀନ ସମୟରୁ ରଥତ୍ରୟର ନିର୍ମାଣ ପଦ୍ଧତି ଶିଳ୍ପଶାସ୍ତ୍ରାନୁମୋଦିତ । ପ୍ରତ୍ୟେକ ପର୍ଷ ପରମ୍ପରା ଅନୁଯାୟୀ ଶ୍ରୀନଅର ସମ୍ମୁଖସ୍ଥ ରଥ ଖଳାରେ ନୂତନ ଭାବେ ତୋନୋଟି ରଥର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥାଏ। ଏ ସମ୍ପର୍କିତ ବିଭିନ୍ନ କାର୍ଯ୍ୟ ରାଜ୍ୟ ତଥା ଜିଲ୍ଲା ପ୍ରଶାସନ, ବିଧି ବିଭାଗ, ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ ଓ ପୌର ପ୍ରଶାସନଦ୍ୱାରା ମିଳିତ ଭାବେ ସମ୍ପାଦିତ ହୋଇଥାଏ। ଶ୍ରୀମନ୍ଦିରର ତିନି ଠାକୁରଙ୍କ ପାଇଁ ତିନୋଟି ଭିନ୍ନ ଭିନ୍ନ ରଥର ବ୍ୟବସ୍ଥା ରହି ଆସିଛି । ସାମ୍ୟ ଓ ମୈତ୍ରୀର ପ୍ରତୀକ ଶ୍ରୀଜଗନ୍ନାଥ ମହାପ୍ରଭୁ ଯେଉଁ ରଥରେ ବିରାଜମାନ କରି ଶ୍ରୀଗୁଣ୍ଡିଚା ମନ୍ଦିରକୁ ନବ ଦିନ ଯାତ୍ରା କରନ୍ତି, ସେ ରଥର ନାମ ନନ୍ଦିଘୋଷ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଓଡ଼ିଶା ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଗାଉଟ୍ (ଅନ୍ୟ ନାମ ପୋଡାଗ୍ରା, କବିରାଜୀ ନାମ ବାତରକ୍ତ) ରୋଗ ଯେତେବେଳେ ପାଦ-ବୃଦ୍ଧାଙ୍ଗୁଳୀର ମୂଳକୁ ଧରେ ପୁନଃ ପୁନଃ ପ୍ରଦାହ ହୋଇ ଗଣ୍ଠି ଲାଲ, ଉଷ୍ମ, ଦରଜ ହୁଏ ଓ ଫୁଲିଯାଏ ।ଗଣ୍ଟି ଯନ୍ତ୍ରଣା ୨୪ ଘଣ୍ଟା ମଧ୍ୟରେ ଶୀଘ୍ର ତୀବ୍ର ହୁଏ । ପାଦକ ଅଙ୍ଗୁଳୀୟ ଗଣ୍ଠି (joint at the base of the big toe) ଅର୍ଦ୍ଧେକ କେଶ୍ରେ ପ୍ରଭାବିତ ହୁଏ । ଏହା ସହିତ ଟୋଫସ୍, ବୃକ୍କ ପ୍ରସ୍ତର (ବୃକ୍କାଶ୍ମରୀ) ଓ ୟୁରେଟ ନେଫ୍ରୋପାଥି ହୋଇପାରେ । ଖାଦ୍ୟ ଓ ଜେନେଟିକ କାରକ ଯୋଗୁ ଗାଉଟ ହୁଏ । ଅତ୍ୟଧିକ ମାଂସ ଖାଇବା, ଅତ୍ୟଧିକ ମଦ୍ୟପାନ କରିବା ଓ ଓଜନାଧିକ୍ୟ ଥିବା ଲୋକଙ୍କୁ ଏହି ରୋଗ ସାଧାରଣତଃ ହୁଏ । ଅନ୍ତର୍ନିହିତ କ୍ରିୟାବିଧି: ରକ୍ତରେ ୟୁରିକ ଏସିଡ ମାତ୍ରା ଅତ୍ୟଧିକ ହେଲେ ଏ ରୋଗ ହୁଏ । ଗଣ୍ଠି, ପେଶୀରଜ୍ଜୁ ଓ ଚତୁର୍ପାର୍ଶ୍ୱରେ ୟୁରିକ ଏସିଡ ସ୍ଫଟିକ ଜମିଗଲେ ଗାଉଟ ରୋଗ ହୁଏ । ଗଣ୍ଠି ତରଳ ପଦାର୍ଥରେ ୟୁରିକ ଏସିଡ ସ୍ଫଟିକ ଦେଖିଲେ ବା ଟୋଫସ ଦେଖିଲେ ଏହି ରୋଗ ନିର୍ଣ୍ଣୟ ହୁଏ । ରୋଗ ଆକ୍ରମଣ ସମୟରେ ୟୁରିକ ଏସିଡ ସ୍ତର ରକ୍ତରେ ସାଧାରଣ ଥାଇପାରେ ।ଏନଏସଏଆଇଡି (nonsteroidal anti-inflammatory drugs), ସ୍ଟିରଏଡ ବା କଲଚିସିନ ଔଷଧ ଦେଲେ ଲକ୍ଷଣରେ ଉନ୍ନତି ହୁଏ । ଥରେ ତୀବ୍ର ଆକ୍ରମଣ କମିଗଲେ ଜୀବନଚର୍ଯ୍ୟା ପରିବର୍ତ୍ତନ ସହିତ ୟୁରିକ ଏସିଡ ସ୍ତର କମିଯାଏ ଓ ବାରମ୍ବାର ଆକ୍ରମଣ ହେଉଥିଲେ ଆଲୋପ୍ୟୁରିନଲ ବା ପ୍ରୋବେନେସିଡ ଔଷଧ ଦେଇ ଦୀର୍ଘକାଳୀନ ପ୍ରତିଷେଧ କରିବା ସମ୍ଭବ ହୁଏ । ଭିଟାମିନ ସି ଓ ନିମ୍ନ ଚର୍ବି ବିଶିଷ୍ଟ ଖାଦ୍ୟ ଖାଇଲେ ଏହି ରୋଗ ପ୍ରତିରୋଧ ହୋଇପାରେ ।ପଶ୍ଚିମ ପୃଥିବୀର ମୋଟ ଲୋକସଂଖ୍ୟାର ୧ରୁ ୨% ଲୋକ ଏହି ରୋଗରେ ତାଙ୍କ ଜୀବନର ଯେ କୌଣସି ସମୟରେ ଆକ୍ରାନ୍ତ ହୁଅନ୍ତି । ଏବେକାର ଅନୁଶୀଳନରୁ ଦେଖାଯାଇଛି ଯେ ମେଟାବୋଲିକ ସିଣ୍ଡ୍ରୋମ, ଦୀର୍ଘ ଆୟୁଷ ଓ ଖାଦ୍ୟ ପରିବର୍ତ୍ତନ ଭଳି କାରକମାନଙ୍କର ବୃଦ୍ଧି ହେବାଦ୍ୱାରା ରୋଗୀ ସଂଖ୍ୟା ବୃଦ୍ଧି ହେଉଛି । ବୟସାଧିକ ପୁରୁଷମାନଙ୍କୁ ଅଧିକ ରୋଗ ହୁଏ । ଇତିହାସରେ ଏହି ରୋଗ ରାଜାଙ୍କର ରୋଗ ବା ଧନୀଙ୍କର ରୋଗ ନାମରେ ପରିଚିତ ଥିଲା । ପୁରାତନ ଇଜିପ୍ଟବାସୀଙ୍କ ସମୟରୁ ଏହି ରୋଗର ସ୍ଥିତି ବିଷୟରେ ଜଣାଅଛି ।
ରଥ ପୁରୀରେ ରଥ ଯାତ୍ରା ସମୟରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ବିଗ୍ରହକୁ ଗୁଣ୍ଡିଚା ମନ୍ଦିରକୁ ନେବା ପାଇଁ ବ୍ୟବହୃତ କାଠତିଆରି ଯାନ । ତିନିଗୋଟି ରଥରେ ପୁଷ୍ୟାନକ୍ଷତ୍ରଯୁକ୍ତ ଆଷାଢ଼ ଶୁକ୍ଳ ଦ୍ୱିତୀୟା ଦିନ ବିଗ୍ରହମାନ ରଥରେ ଜଗନ୍ନାଥ ମନ୍ଦିରରୁ ଗୁଣ୍ଡିଚା ମନ୍ଦିରକୁ ବିଜେ କରି ସେଠାରେ ସପ୍ତାହକାଳ ଅବସ୍ଥାନ ପରେ ଦଶମୀ ଦିନ ବଡ଼ ଦେଉଳକୁ ବାହୁଡ଼ନ୍ତି । ଗୁଣ୍ଡିଚା ମନ୍ଦିରକୁ ଯିବା ଦିନକୁ ରଥଯାତ୍ରା ବା ଗୁଣ୍ଡିଚା ଫେରିବା ଦିନକୁ ବାହୁଡ଼ା ଯାତ୍ରା ବୋଲାଯାଏ ।
ଉପକ୍ରମ: ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣାଶୁଣା) । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ଏହା ଶ୍ରୀମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରା ମଧ୍ୟରେ ପ୍ରଧାନ । ସମଗ୍ର ଭାରତବର୍ଷରେ ଦେବତାମାନଙ୍କ ନିମନ୍ତେ ଯେତେ ପ୍ରକାରର ରଥ ବ୍ୟବହାରରେ ଆସୁଛି, ତାହା ମଧ୍ୟରେ ଶ୍ରୀକ୍ଷେତ୍ରର ତିନି ରଥ ନିର୍ମାଣ ଶୈଳୀ ଅତୀବ ରହସ୍ୟମୟ । ବହୁ ପ୍ରାଚୀନ ସମୟରୁ ରଥତ୍ରୟର ନିର୍ମାଣ ପଦ୍ଧତି ଶିଳ୍ପଶାସ୍ତ୍ରାନୁମୋଦିତ । ପ୍ରତ୍ୟେକ ବର୍ଷ ପରମ୍ପରା ଅନୁଯାୟୀ ଶ୍ରୀନଅର ସମ୍ମୁଖସ୍ଥ ରଥ ଖଳାରେ ନୂତନ ଭାବେ ତୋନୋଟି ରଥର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥାଏ। ଏ ସମ୍ପର୍କିତ ବିଭିନ୍ନ କାର୍ଯ୍ୟ ରାଜ୍ୟ ତଥା ଜିଲ୍ଲା ପ୍ରଶାସନ, ବିଧି ବିଭାଗ, ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ ଓ ପୌର ପ୍ରଶାସନଦ୍ୱାରା ମିଳିତ ଭାବେ ସମ୍ପାଦିତ ହୋଇଥାଏ। ଶ୍ରୀମନ୍ଦିରର ତିନି ଠାକୁରଙ୍କ ପାଇଁ ତିନୋଟି ଭିନ୍ନ ଭିନ୍ନ ରଥର ବ୍ୟବସ୍ଥା ରହି ଆସିଛି । ସାମ୍ୟ ଓ ମୈତ୍ରୀର ପ୍ରତୀକ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବଡଭାଇ ଶ୍ରୀ ବଳଭଦ୍ର ଯେଉଁ ରଥରେ ବିରାଜମାନ କରି ଶ୍ରୀଗୁଣ୍ଡିଚା ମନ୍ଦିରକୁ ନବ ଦିନ ଯାତ୍ରା କରନ୍ତି, ସେ ରଥର ନାମ ତାଳଧ୍ୱଜ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହା ଜୁଲାଇ ୭ ତାରିଖରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହୋଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.
ଶ୍ରୀମନ୍ଦିରରେ ଥିବା ବିଭିନ୍ନ ମଣ୍ଡପସବୁ ହେଲା: ଭେଟ ମଣ୍ଡପ, ଚାହାଣୀ ମଣ୍ଡପ, ସ୍ନାନ ମଣ୍ଡପ, ପ୍ରସାଦ ମଣ୍ଡପ, ବୈକୁଣ୍ଠ ମଣ୍ଡପ, ବକୁଳ ମଣ୍ଡପ, ଭୋଗ ମଣ୍ଡପ, ମୁକ୍ତି ମଣ୍ଡପ, ମାଜଣା ମଣ୍ଡପ, ଜଳକ୍ରୀଡା ମଣ୍ଡପ, ନାଭିକଟା ମଣ୍ଡପ, ଦେବସଭା ମଣ୍ଡପ, ଅଚିନ୍ତା ମଣ୍ଡପ, ନାଟପା ମଣ୍ଡପ, ଆଡ଼ପ ମଣ୍ଡପ, ବଳି ମଣ୍ଡପ, ରତ୍ନ ମଣ୍ଡପ (ରତ୍ନ ବେଦୀ), ଦୋଳ ମଣ୍ଡପ (ଦୋଳ ବେଦୀ) ଓ ଯଜ୍ଞ ମଣ୍ଡପ ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ଉପକ୍ରମ: ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣାଶୁଣା) । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ଏହା ଶ୍ରୀମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରା ମଧ୍ୟରେ ପ୍ରଧାନ । ସମଗ୍ର ଭାରତବର୍ଷରେ ଦେବତାମାନଙ୍କ ନିମନ୍ତେ ଯେତେ ପ୍ରକାରର ରଥ ବ୍ୟବହାରରେ ଆସୁଛି, ତାହା ମଧ୍ୟରେ ଶ୍ରୀକ୍ଷେତ୍ରର ତିନି ରଥ ନିର୍ମାଣ ଶୈଳୀ ଅତୀବ ରହସ୍ୟମୟ । ବହୁ ପ୍ରାଚୀନ ସମୟରୁ ରଥତ୍ରୟର ନିର୍ମାଣ ପଦ୍ଧତି ଶିଳ୍ପଶାସ୍ତ୍ରାନୁମୋଦିତ । ପ୍ରତ୍ୟେକ ବର୍ଷ ପରମ୍ପରା ଅନୁଯାୟୀ ଶ୍ରୀନଅର ସମ୍ମୁଖସ୍ଥ ରଥ ଖଳାରେ ନୂତନ ଭାବେ ତୋନୋଟି ରଥର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥାଏ। ଏ ସମ୍ପର୍କିତ ବିଭିନ୍ନ କାର୍ଯ୍ୟ ରାଜ୍ୟ ତଥା ଜିଲ୍ଲା ପ୍ରଶାସନ, ବିଧି ବିଭାଗ, ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ ଓ ପୌର ପ୍ରଶାସନଦ୍ୱାରା ମିଳିତ ଭାବେ ସମ୍ପାଦିତ ହୋଇଥାଏ। ଶ୍ରୀମନ୍ଦିରର ତିନି ଠାକୁରଙ୍କ ପାଇଁ ତିନୋଟି ଭିନ୍ନ ଭିନ୍ନ ରଥର ବ୍ୟବସ୍ଥା ରହି ଆସିଛି । ସାମ୍ୟ ଓ ମୈତ୍ରୀର ପ୍ରତୀକ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଭଉଣୀ ମାଁ ସୁଭଦ୍ରା ଯେଉଁ ରଥରେ ବିରାଜମାନ କରି ଶ୍ରୀଗୁଣ୍ଡିଚା ମନ୍ଦିରକୁ ନବ ଦିନ ଯାତ୍ରା କରନ୍ତି, ସେ ରଥର ନାମ ଦେବଦଳନ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ଇତମାଦ - ଉଦ-ଦଉଲାହ କବରଗୃହ(ଉର୍ଦ୍ଦୁ: اعتماد الدولہ کا مقبرہcode: ur is deprecated , I'timād-ud-Daulah kā Maqbara) ଭାରତର ରାଜ୍ୟ ଉତ୍ତର ପ୍ରଦେଶର ଆଗ୍ରା ନିକଟସ୍ଥ ଏକ ମୋଗଲ କାଳୀନ କବର-ଗୃହ । ଏହାକୁ ବହୁବାର "ଅଳଙ୍କାର ବାକ୍ସ"(jewel box) ଭାବେ ସମ୍ବୋଧିତ କରାଯାଏ, କେବେ କେବେ "ଛୋଟ ତାଜ ମହଲ"(Baby Tāj) ମଧ୍ୟ କୁହାଯାଏ । ଏହି କବର-ଗୃହକୁ ତାଜ୍ ମହଲର ପୂର୍ବ-ସଂସ୍କରଣ ଭାବେ ବିବେଚନା କରାଯାଇଥାଏ ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ ପ୍ରତିବର୍ଷ ୨୨ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅନେକ ବର୍ଷ ଧରି ରଘୁନାଥ ବେଶ ଆଉହୋଇନଥିଲା ବେଳେ ୧୯୯୪ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ନୃସିଂହ ବେଶ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଧ ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା : - ସୁନାବେଶ ପ୍ରାୟ ପାଞ୍ଚ ଥର ଓ ଶ୍ରାଦ୍ଧ ବେଶ ତିନିଥର ସଂପନ୍ନ ହୋଇଥାଏ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ସମ୍ବଲପୁରୀ ଭାଷା (କୋଶଳୀ ଓ କୋସଲି ନାମରେ ମଧ୍ୟ ଜଣା) ଏକ ଓଡ଼ିଶାରେ ପଶ୍ଚିମାଞ୍ଚଳରେ କଥିତ ଏକ ଭାଷା ପ୍ରକାର । ଏହା ପଶ୍ଚିମ ଓଡ଼ିଆ, କୋସଲି, ସମଲପୁରୀ ଆଦି ନାମରେ ମଧ୍ୟ ଜଣା । କୋଶଳ ଓ କୋଶଳୀ ନିକଟରେ ପ୍ରତିଷ୍ଠିତ ଏକ ବିବାଦୀୟ ନାମ ଓ କୋଶଳ ଅଞ୍ଚଳ ମଧ୍ୟରେ ପୁରାତନ କୋଶଳ ସାମ୍ରାଜ୍ୟ ମଧ୍ୟ ଅନ୍ତର୍ଭୁକ୍ତ କରାଯାଇଛି ।ଏହାର ବକ୍ତାମାନେ ସମ୍ବଲପୁରୀକୁ ଏକ ଭିନ୍ନ ଭାଷା ଭାବେ ଗଣନ୍ତି ଓ ଅନ୍ୟମାନେ ଏହାକୁ ଓଡ଼ିଆ ଭାଷାର ଏକ ଉପଭାଷା ଭାବେ ଗଣନ୍ତି । ସମ୍ବଲପୁରୀ କହୁଥିବା ଲୋକେ ଆନୁଷ୍ଠାନିକ ଯୋଗାଯୋଗରେ ମାନକ ଓଡ଼ିଆ ବ୍ୟବହାର କରିଥାନ୍ତି । ଚାରୋଟି ଜିଲ୍ଲାରେ କଥିତ ପ୍ରକାରକୁ ଭିତ୍ତିକରି ୨୦୦୬ ମସିହାରେ କରାଯାଇଥିବା ଏକ ସର୍ବେକ୍ଷଣ ଅନୁସାରେ ସମ୍ବଲପୁରୀରେ ତିନି-ଚତୁର୍ଥାଂଶ ଶବ୍ଦ ମାନକ ଓଡ଼ିଆ ସହ ସମାନ ।ସମ୍ବଲପୁରୀ ଓଡ଼ିଶାର ନିମ୍ନୋକ୍ତ ଜିଲ୍ଲାରେ କଥିତ: ସମ୍ବଲପୁର (ଏହି ଅଞ୍ଚଳର ମୁଖ୍ୟ ସାଂସ୍କୃତିକ ଏବଂ ବାଣିଜ୍ୟିକ କେନ୍ଦ୍ର ସମ୍ବଲପୁର ସହର), ଦେବଗଡ଼, ବରଗଡ଼, ନୂଆପଡ଼ା, କଳାହାଣ୍ଡି, ବୌଦ୍ଧ, ଅନୁଗୋଳ ଜିଲ୍ଲାର ଆଠମଲ୍ଲିକ ସବଡିଭିଜନ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଜିଲ୍ଲା । ସମ୍ବଲପୁରୀ ବକ୍ତାମାନେ ମଧ୍ୟ ପଡ଼ୋଶୀ ଛତିଶଗଡ଼ ଓ ଝାଡ଼ଖଣ୍ଡର କେତେକ ଅଞ୍ଚଳରେ ବସବାସ କରିଥାନ୍ତି ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଶୁଭେନ୍ଦ୍ର ମୋହନ ଶ୍ରୀଚନ୍ଦନସିଂହ (ଜନ୍ମ : ୧୯୩୨) ଜଣେ ଓଡ଼ିଆ ସାହିତ୍ୟିକ । ସେ ମୁଖ୍ୟତଃ ଶିଶୁସାହିତ୍ୟ ଲେଖିଛନ୍ତି । ସେ ଅନେକ ଅଣ-ଓଡ଼ିଆ ପୁସ୍ତକକୁ ଓଡ଼ିଆରେ ଅନୁବାଦ ମଧ୍ୟ କରିଛନ୍ତି । ଶିଶୁ ସାହିତ୍ୟିକୁ ସାମଗ୍ରିକ ଅବଦାନ ପାଇଁ ତାଙ୍କୁ ୨୦୧୭ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପୁରସ୍କାର ପ୍ରଦାନ କରାଯାଇଛି । ଟିକିପରୀ ପୁସ୍ତକପାଇଁ ସେ ୨୦୧୦ ମସିହାରେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ।
ଆମ ଦେଶରେ ରେଶମ ପଥ (ରେଶମ ସୂତ୍ର ବା ରେଶମ ମାର୍ଗ ନାମରେ ମଧ୍ୟ ଜଣା) ଏକ ପୁରାତନ ବେପାର ବଣିଜ ତଥା ଚଳଣିଗତ ଆଦାନ ପ୍ରଦାନ ପଥକୁ ବୁଝାଇଥାଏ । ବିଭିନ୍ନ ସମୟରେ ଏହି ପଥସବୁ ଯୋଡ଼ିଥିଲା ଏସିଆ ମହାଦେଶ ସହ ପାଶ୍ଚାତ୍ୟ ଓ ପ୍ରାଚ୍ୟ ଭିତରେ ଚଳଣିଗତ ପରିବହନ ନିମନ୍ତେ ଚୀନ ଓ ଭାରତର ବଣିକ, ତୀର୍ଥଯାତ୍ରୀ, ସାଧୁ, ଯାଯାବର ଓ ସହରୀ ଲୋକଙ୍କୁ ଭୂମଧ୍ୟ ସାଗର ସହ ଯୋଡ଼ିଥିଲା ।ହାଣ ସାମ୍ରାଜ୍ୟ (ଖ୍ରୀ.ପୂ. ୨୬୦- ଖ୍ରୀ.ପୂ. ୨୨୦)ର ରାଜୁତି କାଳରେ 6,000 kilometres (4,000 miles) ବ୍ୟାପୀ ରହିଥିବା ରେଶମ ପଥର ନାମ ପଥ ସାରା ଚାଲିଥିବା ମଖମଲି ଚୀନି ରେଶମର ବେପାର ବଣିଜରୁ ଆସିଛି । ଚୀନି ରାଜଦୂତ ଚାଙ୍ଗ କିଆନଙ୍କ ଦୂତକାମ ଓ ଅନ୍ୱେଷଣ ସକାଶେ ରେଶମ ବେପାରର କେନ୍ଦ୍ରୀୟ ଏସୀୟ ବିଭାଗଗୁଡ଼ିକ ପାଖାପାଖି ଖ୍ରୀ.ପୂ.
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ମାଟିର ମଣିଷ, କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ରଚିତ ଏକ ଉପନ୍ୟାସ ଅଟେ । ୧୯୩୧ ମସିହାରେ ଏହି ଉପନ୍ୟାସଟିର ପ୍ରଥମ ମୁଦ୍ରଣ କରାଯାଇଥିଲା ଏବଂ ୧୯୭୬ ସୁଦ୍ଧା ଏହା ବତିଶ ଥର ମୁଦ୍ରିତ ହୋଇଥିଲା । ୧୯୭୬ ପରଠାରୁ ଦୀର୍ଘ ତିନି ଦଶନ୍ଧି ଧରି ଏହାର ପୁନଃମୁଦ୍ରଣ ହୋଇପାରିନଥିଲା । ପରେ ୨୦୦୪ ମସିହାରେ କାଳିନ୍ଦୀଚରଣଙ୍କ ପୁତ୍ର ତୁଷାରରଞ୍ଜନ ପାଣିଗ୍ରାହୀଙ୍କ ଅନୁମତି କ୍ରମେ ପୁଣି ଥରେ ଏହାର ଏକ ସଚିତ୍ର ସଂସ୍କରଣ ପ୍ରକାଶିତ ହୋଇଥିଲା । ମାଟିର ମଣିଷ ଉପନ୍ୟାସରେ ସିଲହୋଏଟ୍ ଧରଣର ଚିତ୍ର ସ୍ଥାନ ପାଇଛି (ଏହି ଧରଣର ଛବିରେ ରଙ୍ଗ ବା ବସ୍ତୁର ବହୁଳତା ନଥାଏ) । ମାଟିର ମଣିଷ ଉପନ୍ୟାସ ପାଇଁ ଗୋପାଳ ଚରଣ କାନୁନ୍ଗୋ ଏହି ଚିତ୍ର ଗୁଡ଼ିକ ଆଙ୍କିଥିଲେ । ୧୯୫୯ ସଂସ୍କରଣ ସମୟରେ ଏହି ଉପନ୍ୟାସର ମୂଲ୍ୟ ମାତ୍ର ଏକ ଟଙ୍କା ଚାରି ଅଣା ବା ୧.୨୫ ନୂଆପଇସା ଥିଲା । ସେତେବେଳେ ଏହା ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦଦ୍ୱାରା ଅଷ୍ଟମ ଶ୍ରେଣୀର ଅତିରିକ୍ତ ସାହିତ୍ୟ ରୂପେ ଅନୁମୋଦିତ ହୋଇଥିଲା ।ମାଟିର ମଣିଷ ଉପନ୍ୟାସ ବିଷୟରେ କହିବାପାଇଁ ଯାଇ ଉପନ୍ୟାସର ଉତ୍ସର୍ଗ ପୃଷ୍ଠାରେ କାଳିନ୍ଦୀ ଚରଣ ଲେଖିଛନ୍ତି: ଦୁନିଆର ହାଟେ କୋଟି ହୀରା ନୀଳା ମଣି-ମାଣିକର ତୁଲ, ମାଟିର ପିତୁଳା ଗଢ଼ି ରଖିଦେଲି କିଏ ପଚାରିବ ମୂଲ !
ଗୋଲୋକ ବିହାରୀ ଧଳ (୧୫ ଡିସେମ୍ବର ୧୯୨୧- ୨୪ ଜୁନ ୧୯୭୪) ଓଡ଼ିଆ ପ୍ରବନ୍ଧ ସାହିତ୍ୟରେ ଜଣେ ଭାଷାତତ୍ତ୍ୱବିତ, ପ୍ରଫେସର, ଧ୍ୱନି ତତ୍ତ୍ୱବିତ୍, ଅନୁବାଦକ, ପ୍ରାବନ୍ଧିକ ଓ ଭ୍ରମଣ କାହାଣୀ ଲେଖକ ଥିଲେ । ଜଣେ ପ୍ରାବନ୍ଧିକ ଭାବେ ସେ ବିଭିନ୍ନ ଗଠନମୂଳକ ମୂକ୍ୟବୋଧ ତଥା ଓଡ଼ିଶାର ସମାଜ, ଶିକ୍ଷା, ସଂସ୍କୃତି ଓ ପରମ୍ପରା ଉପରେ ପ୍ରବନ୍ଧମାନ ରଚନା କରୁଥିଲେ । ଭାରତର ଜାତୀୟ ଜୀବନର ତ୍ରୁଟିବିଚ୍ୟୁତି ଉପରେ ତାଙ୍କର କିଛି ପ୍ରବନ୍ଧ ରଚିତ । ତାଙ୍କ ପ୍ରବନ୍ଧମାନ ସରଳ, ସଂକ୍ଷିପ୍ତ ଓ ଇଙ୍ଗିତଧର୍ମୀ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବିମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।୧୮୮୫ ମସିହାରେ ଅମିନ ଭାବେ ଚାକିରି ଆରମ୍ଭ କରି ୧୯୧୭ ମସିହାରେ ମୋହରିର ଭାବେ ସରକାରୀ କାର୍ଯ୍ୟରୁ ଅବସର ଗ୍ରହଣ କରିଥିଲେ । ତା ୪ ଅପ୍ରେଲ ୧୯୨୪ ଚୈତ୍ର ଅମାବାସ୍ୟା ତିଥିରେ ସେ ମୃତ୍ୟୁବରଣ କରିଥିଲେ ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ । ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ସେଥିରୁ ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ଚିନ୍ତାର ଗଭୀରତା ଓ ବ୍ୟାପକତା କିପରି ମଣିଷ ସମାଜକୁ ପ୍ରଭାବିତ କରେ, ପ୍ରସିଦ୍ଧ ଗ୍ରୀକ ବୈଜ୍ଞାନିକ ଓ ଦାର୍ଶନିକ ଆରିଷ୍ଟୋଟଲଙ୍କ ଜୀବନୀରୁ ତାହା ସହଜରେ ପ୍ରମାଣିତ ହୁଏ । ତାଙ୍କ ଚିନ୍ତା ଓ ବିଶ୍ଳେଷଣ, ସମଗ୍ର ମାନବ ସମାଜ ଉପରେ ପ୍ରାୟ ୧୫୦୦ ବର୍ଷ ଧରି ପ୍ରଭାବ ବିସ୍ତାର କରିଥିଲା । ସେ ତାଙ୍କ ଜୀବନ କାଳ ମଧ୍ୟରେ ଅନେକ ବିକ୍ଷିପ୍ତ ବିଷୟରେ ବହୁତ ଉପାଦେୟ ପୁସ୍ତକ ରଚନା କରିଯାଇଛନ୍ତି , ଆଜି ତାହା କଳ୍ପନାତୀତ ।
ରତ୍ନାକର ଚଇନି( ୨୫ ଅଗଷ୍ଟ ୧୯୪୫ - ୧୮ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ନାଟ୍ୟକାର, ଗାଳ୍ପିକ ଓ ଔପନ୍ୟାସିକ ଓ ସମାଲୋଚକ ଥିଲେ । ଲେଖନୀ ଚାଳନା ସହ ଜଣେ ସାହିତ୍ୟ ସଂଗଠକ ଓ ଶିକ୍ଷାବିତ ଭାବେ ସେ ନିଜକୁ ପ୍ରତିଷ୍ଠିତ କରିଥିଲେ । ୨୦୧୦ ମସିହାରେ ସଂସ୍କାର ଭାରତୀ ଓ ଉତ୍କଳ ସାହିତ୍ୟ ସମାଜର ଅଧ୍ୟକ୍ଷ କାର୍ଯ୍ୟ ତୁଲାଇଥିଲେ । ତାଙ୍କର ଏଯାବତ ୧୧୧ ଖଣ୍ଡ ପୁସ୍ତକ ପ୍ରକାଶ ପାଇସାରିଛି ।
ନୂଆଖାଇ (ନୂଆଁଖାଇ ବା ନବାନ୍ନ ଭାବେ ମଧ୍ୟ ଜଣା) ଓଡ଼ିଶାର ପଶ୍ଚିମାଞ୍ଚଳର ଏକ ପାରମ୍ପରିକ ପର୍ବ । ନୂଆଖାଇ ଧାନ ଅମଳର ଖୁସିର ପାଳନ କରିବା ନିମନ୍ତେ କରାଯାଇଥାଏ । ପାଞ୍ଜି ଅନୁସାରେ ଏହା ଭାଦ୍ରବ ମାସର ଶୁକ୍ଳ ପଞ୍ଚମୀ ତିଥିରେ (ଗଣେଶ ଚତୁର୍ଥୀର ପରଦିନ) ପାଳିତ ହୋଇଥାଏ । ଏହି ଦିନ ପ୍ରତି ଗ୍ରାମର ପରିବାରମାନେ ନିଜ ନିଜ ଘରେ ଅକାଣ୍ଡିଆ ଚାଉଳର କ୍ଷୀରି ରାନ୍ଧିବା ସହ ଯୁଗ୍ମ ପରିବାରରେ ତଥା ସମଗ୍ର ଗ୍ରାମରେ ସାମୁହିକ ଭାବେ ମଧ୍ୟ ରାନ୍ଧିଥାନ୍ତି । ଏହି କ୍ଷୀରି "ନବାନ୍ନ" ବା "ନବାର୍ଣ୍ଣ" ନାମରେ ଜଣା । ଗ୍ରାମର ଦେହୁରୀ ସେହି ନବାନ୍ନକୁ ପୂର୍ବଜମାନଙ୍କୁ ଅର୍ପଣ କରିଥାନ୍ତି ଆଉ ଭୋଗ ରୂପେ ସମସ୍ତଙ୍କୁ ବାଣ୍ଟିଥାନ୍ତି । ନୂଆଖାଇ ପାଳନ ପରଦିନ "ନୂଆଖାଇ ବାସି" ପାଳନ ହୁଏ ଓ ଏହିଦିନ ବଳକା ନୂଆନ୍ନ, କ୍ଷୀରି-ପିଠା ଖିଆହେବା ସହ ମାଂସ ରନ୍ଧାଯାଇଥାଏ । ବାସି ପରଦିନ "ତିଆସି" ପାଳନ ହୁଏ ଓ ଏହିଦିନ ଗ୍ରାମବାସୀମାନେ ମାଂସ ସମେତ ବିଭିନ୍ନ ଖାଦ୍ୟ ଓ ମଦ ଖିଆପିଆ ଓ ପାରମ୍ପାରିକ ଖେଳ (ଯଥା ଡୁଡୁ, ଖୋଖୋ, ବାଡ଼ି-ଖିଚା, କୁସ୍ତି) ଖେଳି ସମୟ ଅତିବାହିତ କରିଥାନ୍ତି ।
ଗୀତଗୋବିନ୍ଦ କବି ଜୟଦେବଙ୍କଦ୍ୱାରା ସଂସ୍କୃତ ଭାଷାରେ ରଚିତ ଦ୍ୱାଦଶ ଶତାବ୍ଦୀର ଏକ କାବ୍ୟ । ଦ୍ୱାଦଶ ସର୍ଗ ବିଶିଷ୍ଟ ଏହି କାବ୍ୟଟି ରାଧାକୃଷ୍ଣଙ୍କ ରାସଲୀଳା ଉପରେ ପର୍ଯ୍ୟବସିତ । ବୈଷ୍ଣବ ଭକ୍ତି ମାର୍ଗ ଉପରେ ଗୀତଗୋବିନ୍ଦ କାବ୍ୟର ବିଶେଷ ପ୍ରଭାବ ପଡିଛି । କାନ୍ତ କୋମଳ ପଦାବଳୀ, ମଧୁର ଶବ୍ଦ ସଂଯୋଜନା, ଭକ୍ତି ଭାବରେ ପୂର୍ଣ୍ଣ ବିଷୟ ନିମନ୍ତେ ଗୀତଗୋବିନ୍ଦର ସଂସ୍କୃତ ସାହିତ୍ୟରେ ଏକ ବିଶେଷ ସ୍ଥାନ ରହିଚି । ପ୍ରସିଦ୍ଧ ଦଶାବତାର ବର୍ଣ୍ଣନା ଓ ସ୍ତୋତ୍ର ଏହି କାବ୍ୟର ପ୍ରଥମ ସର୍ଗରେ ରହିଛି । ଶ୍ରୀ ଜଗନ୍ନାଥ ସଂସ୍କୃତି ଓ ପରମ୍ପରାରେ ମଧ୍ୟ ଗୀତଗୋବିନ୍ଦର ଏକ ପ୍ରଧାନ ସ୍ଥାନ ରହିଛି।
ଓଡ଼ିଶାର ହିନ୍ଦୁ ଧର୍ମର ବ୍ରାହ୍ମଣ ଜାତି ଉତ୍କଳ ବ୍ରାହ୍ମଣ ନାମରେ ଜଣା । ଏମାନେ ଏବେକାର ଓଡ଼ିଶା, ପଶ୍ଚିମ ବଙ୍ଗ, ଛତିଶଗଡ଼, ଆନ୍ଧ୍ର ପ୍ରଦେଶ ଓ ଝାଡ଼ଖଣ୍ଡରେ ବସବାସ କରିଥାନ୍ତି । ଏହି ବ୍ରାହ୍ମଣଗୋଷ୍ଠୀଗୁଡ଼ିକର ମାତୃଭାଷା ଓଡ଼ିଆ ତଥା ସମୁଦାୟ ଓଡ଼ିଆ ଜନସଂଖ୍ୟାର ୯% ଭାଗ ଏହିମାନେ ଅଧିକାର କରିଛନ୍ତି । ଏମାନଙ୍କ ଗୁଣସୂତ୍ର ବା କ୍ରୋମୋଜୋମ ଗୁଡ଼ିକ ମଧ୍ୟଏସିଆ ଓ ଉତ୍ତର ଭାରତର ଅନେକ ଜନଜାତି ସହ ମିଳିଥାଏ । କୁହାଯାଏ କି ପୁରାତନ ଯୁଗରେ କଳିଙ୍ଗ ଏକ ବ୍ରାହ୍ମଣ ବିହୀନ ସାମ୍ରାଜ୍ୟ ଥିଲ। । ପ୍ରଥମରୁ ଅଷ୍ଟମ ଶତାବ୍ଦୀ ମଧ୍ୟରେ ଉତ୍ତର ଭାରତର ଗଙ୍ଗା ନଦୀ କୁଳରୁ ଅନେକ ବ୍ରାହ୍ମଣ କଳିଙ୍ଗ ରାଜାଙ୍କ ନିମନ୍ତ୍ରଣରେ କଳିଙ୍ଗ ପ୍ରଦେଶକୁ ଆସି ଯାଜପୁରର ବୈତରଣୀ ନଦୀ କୁଳରେ ବସବାସ କରିବା ଆରମ୍ଭ କଲେ । କାଳକ୍ରମେ ସେମାନେ ଓଡ଼ିଶାର ବାକି ଜାଗାମାନଙ୍କରେ ବାସ କରିବା ଆରମ୍ଭକଲେ। ଚୀନର ଦାର୍ଶନିକ ହୁଏନସାଂ ମଧ୍ୟ ତାଙ୍କ ଲେଖାରେ ଉତ୍କଳ ବ୍ରାହ୍ମଣମାନଙ୍କ ହୋମଯଜ୍ଞ ଓ ବୈତରଣୀ ନଦୀ କୁଳରୁ ଉଠୁଥିବା ହୋମ ଧୂଆଁ ବିଷୟରେ ବର୍ଣ୍ଣନା କରିଛନ୍ତି । ଉତ୍କଳ ବ୍ରାହ୍ମଣମାନଙ୍କର କିଛି ଉପନାମ ଦାଶ, ମିଶ୍ର, ରଥ, କର, ଆଚାର୍ଯ୍ୟ, ତ୍ରିପାଠୀ, ଷଡ଼ଙ୍ଗୀ, ଶର୍ମା, ଦାଶଶର୍ମା, ରଥଶର୍ମା, ନନ୍ଦ, ପଣ୍ଡା, ପାଢୀ, ପାଣି, ପାଣିଗ୍ରାହୀ, ପୁଜାପଣ୍ଡା, ବଡ଼ପଣ୍ଡା, ମହାପାତ୍ର, ଶତପଥୀ, ଓତା ଓ ହୋତା ଇତ୍ୟାଦି ।
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।
ପୋଷ୍ଟିରିଅର ୟୁରେଥ୍ରାଲ ଭଲଭ ( PUV ) ରୋଗରେ ଏକ ନବଜାତ ପୁଅର ମୂତ୍ରନଳୀ ଏକ ତନ୍ତୁ ଭାଙ୍ଗଦ୍ୱାରା ଅବରୋଧ ହୋଇଥାଏ । ଜନ୍ମ ପରେ ଏହାର ଲକ୍ଷଣଗୁଡିକ ମଧ୍ୟରେ ଶିଶୁର ଖାଇବା ଅସୁବିଧା ହୁଏ ଓ ବଞ୍ଚିବା କଷ୍ଟକର ହୁଏ । ଏହା ୟୁରିନାରି ରିଟେନନ, କ୍ରନିକ୍ ବୃକ୍କ ରୋଗ, ଫୁସଫୁସର ଅସମ୍ପୂର୍ଣ୍ଣ ବିକାଶ, ଅନିଚ୍ଛାକୃତ ମୂତ୍ର ତ୍ୟାଗ, କିମ୍ବା ମୂତ୍ରନଳୀ ସଂକ୍ରମଣ ହୋଇପାରେ | କିପରି ଏବଂ କାହିଁକି ଏହି ବ୍ୟାଘାତ ସୃଷ୍ଟି ହୁଏ, ତାହା ଅଜ୍ଞାତ ଅଛି । ପାରିବାରିକ ଇତିହାସ ଥିଲେ ଏହି ରୋଗ ସଙ୍କଟ ଥାଏ । ଟିସୁ ଭାଙ୍ଗ ବା ଫୋଲ୍ଡର ଉତ୍ପତ୍ତି ଉପରେ ଆଧାର କରି ସେମାନଙ୍କୁ ତିନୋଟି ପ୍ରକାରରେ ବିଭକ୍ତ କରାଯାଇପାରେ । ଫୋଲ୍ଡର ସମ୍ଭାବ୍ୟ ଉତ୍ପତ୍ତି ବିଷୟ ଅବଶ୍ୟ ୨୦୨୦ମସିହାରେ ବିବାଦୀୟ ଥିଲା । ଜନ୍ମ ପୂର୍ବରୁ ଅଲଟ୍ରାସାଉଣ୍ଡ କରି ଓ ଜନ୍ମ ପରେ ଭଏଡିଙ୍ଗ ସିଷ୍ଟୋୟୁରେଥ୍ରୋଗ୍ରାଫି କରି ରୋଗ ନିର୍ଣ୍ଣୟ କରାଯାଏ । ଜନ୍ମ ପୂର୍ବରୁ ଅସ୍ତ୍ରୋପଚାର କରାଯାଇପାରେ; ତଥାପି, ଫଳାଫଳଗୁଡିକ ମିଶ୍ରିତ ହୋଇପାରେ । ଜନ୍ମ ପରେ ମୂତ୍ରାଶୟ ଏକ ଫିଡିଂ ଟ୍ୟୁବ ବା ଖାଦ୍ୟନଳୀ ସାହାଯ୍ୟରେ ମୂତ୍ରାଶୟ ନିଷ୍କାସିତ କରାଯାଇପାରେ । ଇଲେକ୍ଟ୍ରୋଲାଇଟ୍ କିମ୍ବା ଶ୍ୱାସକ୍ରିୟାର ସମସ୍ୟାର ସମାଧାନ ପାଇଁ ଅନ୍ୟାନ୍ୟ ପ୍ରୟାସ ଆବଶ୍ୟକ ହୋଇପାରେ । ଟିସୁର ଫୋଲ୍ଡକୁ ବାହାର କରିବା ପାଇଁ ଅସ୍ତ୍ରୋପଚାର କରାଯାଏ ଏବଂ ସମ୍ଭାବ୍ୟ ଭେସିକୋୟୁରେଟେରିକ୍ ରିଫ୍ଲକ୍ସର ଚିକିତ୍ସା ପାଇଁ ମଧ୍ୟ ଅପରେଶନ ଆବଶ୍ୟକ ହୋଇପାରେ । ପ୍ରାୟ ୫,୦୦୦ ପୁଅ ମଧ୍ୟରୁ ଜଣକର ଏହି ରୋଗ ହୁଏ । ୧୭୧୭ ମସିହାରେ ଜିଓଭାନି ବାଟିସ୍ତା ମର୍ଗାଗ୍ନି ଏହି ରୋଗ ବିଷୟରେ ପ୍ରଥମେ ବର୍ଣ୍ଣନା କରିଥଲେ । ହଗ୍ ୟଙ୍ଗ ପ୍ରଥମେ ୧୯୧୯ରେ ଏହାର ଶ୍ରେଣୀକରଣ କରିଥିଲେ ।
ଡାହୁକ ବୋଲି ଜଗନ୍ନାଥଙ୍କ ରଥ ଯାତ୍ରା ବେଳେ ରଥ ଉପରେ ବୋଲାଯାଉଥିବା ଗୀତ । ଏହି ଗୀତିଗୁଡିକ ଡାହୁକମାନଙ୍କ ଦେଇ ବୋଲାଯାଉଥିବାରୁ ଏହାକୁ "ଡାହୁକ ଗୀତ" ମଧ୍ୟ କୁହାଯାଏ । ଡାହୁକ ବୋଲି ବିନା ରଥ ଗଡେ ନାହିଁ ବୋଲି ପ୍ରବାଦ ଅଛି ଏବଂ ଏହି ଡାହୁକଗୀତ "ରଥଟଣା"ରେ ଏକ ମୂଖ୍ୟ ଭୂମିକା ନିର୍ବାହ କରି ଆସୁଅଛି । ଏହା ବୌଦ୍ଧ ଧର୍ମ ଅନ୍ତର୍ଗତ ବଜ୍ରଯାନୀ ପରମ୍ପରାର ଅବଶେଷ ତଥା ଏହାର ପଦଗୁଡ଼ିକ ବୌଦ୍ଧ ଚର୍ଯା ସାହିତ୍ୟର ସନ୍ତକ ହୋଇଥିବାବେଳେ ଡାହୁକମାନଙ୍କୁ ଚର୍ଯାପଦର ସିଦ୍ଧମାନଙ୍କର ବଂଶଧର ବୋଲି ବିଶ୍ୱାସ କରାଯାଏ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
କବିସୂର୍ଯ୍ୟ ବଳଦେବ ରଥ (୧୭୮୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୮୯ ମସିହାରେ ଗଞ୍ଜାମ ଜିଲ୍ଲା ବଡ଼ଖେମୁଣ୍ଡି ଗଡ଼ରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ପ୍ରାଣତ୍ୟାଗ କରିଥିଲେ ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା, ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ । ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ । ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ । ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି ।
ବିଖ୍ୟାତ ଜର୍ମାନ ଗଣିତଜ୍ଞ । ସେଟ୍ ତତ୍ୱର ଉଦ୍ଭାବକ ଭାବେ ପ୍ରସିଦ୍ଧ । ଜୀବନୀ-1970 ଦଶକ ପର୍ଯ୍ୟନ୍ତ, କ୍ୟାଣ୍ଟର ଉପରେ ମୁଖ୍ୟ ଏକାଡେମିକ୍ ପ୍ରକାଶନଗୁଡ଼ିକ ଆର୍ଥର୍ ମୋରିଜ୍ ଶୋନ୍ଫ୍ଲାଇସ୍ (1927)ଙ୍କଦ୍ୱାରା କ୍ଷୁଦ୍ର ମନୋଗ୍ରାଫ୍ ଥିଲା - ମୁଖ୍ୟତ M ମିଟାଗ୍-ଲେଫଲର - ଏବଂ ଫ୍ରେଙ୍କେଲ (1930) ସହିତ ଚିଠି | ଉଭୟ ଦ୍ୱିତୀୟ ଏବଂ ତୃତୀୟ ହାତରେ ଥିଲେ; କିମ୍ବା ତାଙ୍କ ବ୍ୟକ୍ତିଗତ ଜୀବନରେ ଅଧିକ କିଛି ନଥିଲା | ଏହି ଫାଙ୍କଟି ମୁଖ୍ୟତ Eric ଏରିକ୍ ମନ୍ଦିର ବେଲର ମେନ ଅଫ୍ ଗଣିତ (1937)ଦ୍ୱାରା ପୂର୍ଣ୍ଣ ହୋଇଥିଲା, ଯାହା କାଣ୍ଟୋରଙ୍କ ଆଧୁନିକ ଜୀବନୀ ମଧ୍ୟରୁ ଜଣେ “ବୋଧହୁଏ ଗଣିତ ଇତିହାସରେ ବହୁଳ ଭାବରେ ପଢ଼ାଯାଇଥିବା ଆଧୁନିକ ପୁସ୍ତକ” ଭାବରେ ବର୍ଣ୍ଣନା କରିଥିଲେ; ଏବଂ "ସବୁଠାରୁ ଖରାପ" ଭାବରେ | ବେଲ ତାଙ୍କ ପିତାଙ୍କ ସହ ଓଡିପାଲ ଭାବରେ କ୍ୟାଣ୍ଟରଙ୍କ ସମ୍ପର୍କ, କ୍ରୋନେକରଙ୍କ ସହିତ ଦୁଇ ଯିହୁଦୀଙ୍କ ମଧ୍ୟରେ rel ଗଡ଼ା ଏବଂ କ୍ୟାଣ୍ଟରଙ୍କ ପାଗଳତା ତାଙ୍କ ଗଣିତ ପାଇଁ ଗ୍ରହଣ କରିବାରେ ବିଫଳ ହେବା କାରଣରୁ ରୋମାଣ୍ଟିକ ନିରାଶା ଭାବରେ ଉପସ୍ଥାପନ କରିଥିଲେ | ଗ୍ରେଟାନ୍-ଗିନିଜ୍ (1971) ଜାଣିବାକୁ ପାଇଲେ ଯେ ଏହି ଦାବିଗୁଡିକ ମଧ୍ୟରୁ କ true ଣସିଟି ସତ୍ୟ ନୁହେଁ, କିନ୍ତୁ ଅନ୍ୟ କ nar ଣସି କାହାଣୀର ଅନୁପସ୍ଥିତି ହେତୁ ସେଗୁଡିକ ମଧ୍ୟବର୍ତ୍ତୀ ସମୟର ଅନେକ ପୁସ୍ତକରେ ମିଳିପାରେ | ବେଲଠାରୁ ସ୍ୱାଧୀନ କିମ୍ବଦନ୍ତୀ ଅଛି - ଯେଉଁଥିରେ କ୍ୟାଣ୍ଟରଙ୍କ ପିତାଙ୍କୁ ଏକ ପ୍ରତିଷ୍ଠାତା ବୋଲି କୁହାଯାଏ, ଅଜ୍ଞାତ ପିତାମାତାଙ୍କଦ୍ୱାରା ପିଟର୍ସବର୍ଗକୁ ପଠାଯାଇଥିଲା | ଜୋସେଫ ଡାଉବେନଙ୍କ ଜୀବନୀରେ ବେଲଙ୍କ ପୁସ୍ତକର ଏକ ସମାଲୋଚନା ରହିଛି। ଡାବନ୍ ଲେଖିଛନ୍ତି: କ୍ୟାଣ୍ଟର ତାଙ୍କର କେତେକ ଭିଟୁପେରେଟିଭ୍ ଚିଠି, ଏବଂ ବିଟ୍ରାଜ୍ର ଏକ ଅଂଶକୁ ଉତ୍ସର୍ଗ କରିଥିଲେ, ଯାହା ଥୋମା, ଡୁ ବୋଇସ୍ ରେମଣ୍ଡଙ୍କ କାର୍ଯ୍ୟ ମାଧ୍ୟମରେ ଜର୍ମାନୀରୁ ବ୍ୟାପିଥିବା 'ଗଣିତର ଅସୀମ କଲେରା ବ୍ୟାକିଲସ୍' ଭାବରେ ସେ ବର୍ଣ୍ଣନା କରିଥିଲେ। ଏବଂ ଷ୍ଟୋଲଜ୍, ଇଟାଲୀୟ ଗଣିତକୁ ସଂକ୍ରମିତ କରିବା ପାଇଁ ...
ଦାସିଆ ବାଉରୀ ଶ୍ରୀ ଜଗନ୍ନାଥଙ୍କ ଜଣେ ପରମ ଭକ୍ତ । କେତେକ ଐତିହାସିକ ଓ ପୌରାଣିକ ତଥ୍ୟରୁ ଯାହା ଜଣାଯାଏ, ୧୫୦୦ ଶତାବ୍ଦୀ ବେଳକୁ ପୁରୀ ଜିଲ୍ଲାର ପିପିଲି ଅଞ୍ଚଳସ୍ଥ ବାଲିଗାଁରେ ଗୋଟିଏ ଗରୀବ ତନ୍ତୀ ପରିବାରରେ ଦାସିଆ ବାଉରୀ ଜନ୍ମ ଗ୍ରହଣ କରିଥିଲେ । ବାଲି ଗ୍ରାମର ଖଦାଳ ସାହିରେ ସେ ନିଜ ପରିବାର ସହ ବସବାସ କରୁଥିଲେ ।ବାଲ୍ୟ କାଳରୁ ହିଁ ସେ ଜଣେ ଜଗନ୍ନାଥ ପ୍ରେମୀ ଥିଲେ । ନିଜ ପରିବାରର ପାରମ୍ପରିକ ବୁଣାକାର ବୃତ୍ତି ବ୍ୟତୀତ, ଜଗନ୍ନାଥ ଭଜନ ଓ ଜଣାଣ ଲେଖିବାରେ ମଧ୍ୟ ତାଙ୍କର ରୁଚିଥିଲା । ଏହା ବ୍ୟତୀତ ସେ ଭାଗବତ, ଚଉତିସା ଓ ଭକ୍ତି ମାଳିକା ଭଳି ଗ୍ରନ୍ଥ ମଧ୍ୟ ରଚନା କରିଥିଲେ ।ସେହି ସମୟରେ ଗାଁ ଗହଳିରେ ସନ୍ଧ୍ୟା ସମୟରେ ଭାଗବତ ବାଣୀ ପ୍ରବଚନ ଦିଆଯାଉଥିଲା । ତେଣୁ ଗାଁ ଲୋକେ ସମ୍ମିଳିତ ଭାବେ ଏକାଠି ବସି ଭାଗବତ ପ୍ରବଚନ ଶୁଣୁଥିଲେ । କିନ୍ତୁ ନୀଚ ଓ ଅଛୁଆଁ ଜାତିରେ ଜନ୍ମ ଗ୍ରହଣ କରିଥିବା ବ୍ୟକ୍ତିଙ୍କୁ ସେଠାରେ ପ୍ରବେଶ ନିଷେଧ ଥିଲା । ଫଳ ସ୍ୱରୂପ ଦାସିଆ ବାଉରୀକୁ ମଧ୍ୟ ସେହି ସାମାଜିକ କୁପ୍ରଥାର ଶିକାର ହେବାକୁ ପଡ଼ିଥିଲା । କିନ୍ତୁ ଆଧ୍ୟାତ୍ମିକ ଚେତନାବାଦୀ ଦାସିଆ ବାଉରୀଙ୍କୁ ଏହାର କିଛି ପ୍ରଭାବ ପଡ଼ିନଥିଲା । ପ୍ରବଚନ ସ୍ଥଳୀର ଅନତି ଦୂରରୁ ଜଣେ ଉତ୍ସାହୀ ଶ୍ରୋତା ଭାବରେ ସେ ପ୍ରବଚନ ଶୁଣୁଥିଲେ । ଆନେକ ପୂରାଣ ଓ କିମ୍ବଦନ୍ତୀରେ ଭକ୍ତ ଦାସିଆ ବାଉରୀ ଓ ଭଗବାନଙ୍କ ଭାବ ସମ୍ପର୍କରେ ଅନେକ କିଛି ବର୍ଣ୍ଣିତ ହୋଇଛି ।
ଜଗନ୍ନାଥ ମନ୍ଦିରରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ପାଖରେ ବିଭିନ୍ନ ପ୍ରକାର ଅନ୍ନବ୍ୟଞ୍ଜନ ଭୋଗ ହୋଇସାରି ବିମଳାଙ୍କ ନିକଟରେ ସମର୍ପଣ କରାଯିବା ପରେ ତାହାକୁ ମହାପ୍ରସାଦ (ଅବଢ଼ା ନାମରେ ମଧ୍ୟ ଜଣା) କୁହାଯାଏ । ଏହା ଅବଢ଼ା (ଏହା ବଢ଼ା ନହୋଇ ଗୋଟା କୁଡୁଆରେ ଠାକୁରମାନଙ୍କୁ ଅର୍ପଣ କରାଯାଉଥିବାକୁ ଏହାକୁ ଅବଢ଼ା (ବଢ଼ା ହୋଇନଥିବା) କୁହାଯାଇଥାଏ । ଅବଢ଼ା ନିର୍ମାଲ୍ୟ, ମାହାର୍ଦ୍ଦ ଓ କୈବଲ୍ୟ ନାମରେ ମଧ୍ୟ ଜଣା । କୈବଲ୍ୟ ଓ ଅବଢ଼ା ମଧ୍ୟରେ ପାର୍ଥକ୍ୟ ହେଉଛି, କୈବଲ୍ୟକୁ ଦୁଇ ଆଙ୍ଗୁଠିରେ ଅର୍ଥାତ କଣିକାଏ ଖାଇବାକୁ ହୁଏ; କିନ୍ତୁ ଅବଢ଼ା ମନମୁତାବକ ପେଟପୁରା ଖିଆଯାଏ ।
ଶାନ୍ତନୁ ଆଚାର୍ଯ୍ୟ (ଜନ୍ମ: ୧୫ ମଇ ୧୯୩୩) ଜଣେ ଓଡ଼ିଆ ଗାଳ୍ପିକ, ଔପନ୍ୟାସିକ ଓ ଶିଶୁ ସାହିତ୍ୟିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ । ଶାନ୍ତନୁ ପ୍ରଥମେ ସମ୍ବଲପୁରର ଓରିଏଣ୍ଟ କାଗଜ କଳରେ କେମିଷ୍ଟ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହେବା ପରେ ୧୯୫୮ ମସିହା ଜାନୁଆରୀ ୩ତାରିଖରେ ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ, ପାରଳାଖେମୁଣ୍ଡିର ରସାୟନ ବିଭାଗରେ ଅଧ୍ୟାପକ ଭାବେ ଯୋଗ ଦେଇଥିଲେ । ତା'ଙ୍କ ସହ ସେହି ଦିନ ମହାପାତ୍ର ନୀଳମଣି ସାହୁ ମଧ୍ୟ ଓଡ଼ିଆ ବିଭାଗର ଅଧ୍ୟାପକ ଭାବେ ସେହି ମହାବିଦ୍ୟାଳୟରେ କାର୍ଯ୍ୟାରମ୍ଭ କରିଥିଲେ ।