ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪), ଜଣେ ଓଡ଼ିଆ ରୀତି କବି । ସେ ଜନ୍ମରୁ ଉଚ୍ଚ ଶିକ୍ଷାଦୀକ୍ଷା ପାଇ ପାରି ନଥିଲେ ମଧ୍ୟ ଜଣେ ଅସାଧାରଣ ପ୍ରତିଭାବାନ କବି ଥିଲେ । ସେ ଏକାଧାରରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ସେ ଶ୍ରାବଣ ମାସର ପୂର୍ଣ୍ଣିମା ତିଥିରେ (୯ ଅଗଷ୍ଟ ୧୮୬୨) ଅବିଭକ୍ତ ସମ୍ବଲପୁର ଓ ବର୍ତ୍ତମାନର ବରଗଡ଼ ଜିଲ୍ଲାର ବରପାଲି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । କବିଙ୍କ ଜୟନ୍ତୀ ଇଂରାଜୀ ତାରିଖ ଅନୁସାରେ ନ ହୋଇ ଭାରତୀୟ ତିଥି ଅନୁସାରେ ଓଡ଼ିଶାରେ ପାଳନ କରାଯାଏ ।୧୮୮୫ ମସିହାରେ ଅମିନ ଭାବେ ଚାକିରି ଆରମ୍ଭ କରି ୧୯୧୭ ମସିହାରେ ମୋହରିର ଭାବେ ସରକାରୀ କାର୍ଯ୍ୟରୁ ଅବସର ଗ୍ରହଣ କରିଥିଲେ । ତା ୪ ଅପ୍ରେଲ ୧୯୨୪ ଚୈତ୍ର ଅମାବାସ୍ୟା ତିଥିରେ ସେ ମୃତ୍ୟୁବରଣ କରିଥିଲେ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଜଗନ୍ନାଥ ମନ୍ଦିର (ବଡ଼଼଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼଼଼ଦେଉଳ ଏବଂ ବଡ଼଼଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ରଥଯାତ୍ରାଠାରୁ ପାଞ୍ଚଦିନ ଅର୍ଥାତ ଆଷାଢ଼ ଶୁକ୍ଳ ପଞ୍ଚମୀ ଦିନକୁ ହେରାପଞ୍ଚମୀ କୁହାଯାଏ ।ରଥଯାତ୍ରାରେ ଜଗନ୍ନାଥ ନିଜ ପତ୍ନୀଙ୍କୁ ଉପେକ୍ଷା କରି ନିଜର ଭାଇ ଓ ଭଉଣୀଙ୍କୁ ନେଇ ଗୁଣ୍ଡିଚା ମନ୍ଦିର ଯିବାପରେ, ମହାଲକ୍ଷ୍ମୀ ରୋଷ ହୋଇ ଏହାର କାରଣ ପଚାରିବା ନିମନ୍ତେ ଏକ ସୁସଜ୍ଜିତ ପାଲିଙ୍କିରେ ଆଡ଼ପ ମଣ୍ଡପକୁ ଯାତ୍ରା କରିଥାନ୍ତି । ତେବେ ମହାଲକ୍ଷ୍ମୀଙ୍କ କ୍ରୋଧ ଜର୍ଜରିତ ରୂପ ଦେଖି ମହାପ୍ରଭୁଙ୍କ ସେବକମାନେ ଗୁଣ୍ଡିଚା ମନ୍ଦିରର ମୁଖ୍ୟଦ୍ୱାର ବନ୍ଦ କରିଦିଅନ୍ତି । ନାକଚଣା ବାଟ ଦେଇ ଜଗମୋହନକୁ ଯାଇ ବିମଳାଙ୍କ ପ୍ରଦତ୍ତ କର୍ପୁରରେ ଲକ୍ଷ୍ମୀ ଆଳତି କରନ୍ତି । ପତ୍ନୀଙ୍କ ରାଗ ଶାନ୍ତ କରିବା ପାଇଁ ମହାପ୍ରଭୁ ଦୁଇଦିନ ମଧ୍ୟରେ ଫେରିଯିବାର ପ୍ରତିଶ୍ରୁତି ଦେଇ ରଥ ଦକ୍ଷିଣ ମୋଡ଼ କରିବା ନିମନ୍ତେ ବରାଦ କରିଥାନ୍ତି । ଲୋକାଚାର ଦୃଷ୍ଟିରୁ ଜଗନ୍ନାଥ ଲକ୍ଷ୍ମୀଙ୍କୁ ସିଂହାସନ ପାଖକୁ ନ ନେବାରୁ କ୍ରୋଧ ଜର୍ଜରିତା ପତ୍ନୀ ରଥର କିଛି ଅଂଶ ଭାଙ୍ଗି ଦେଇ ହେରାଗୌରୀ ସାହି ବାଟେ ଫେରି ଆସନ୍ତି ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଓଷ୍ଟିଓଆର୍ଥ୍ରାଇଟିସ (ଓଏ) ବା କ୍ଷୟକାରୀ ଗଣ୍ଠି ରୋଗ, ଅନ୍ୟ ଜଣାଶୁଣା ନାମ ଡିଜେନେରେଟିଭ ଆର୍ଥ୍ରାଇଟିସ, ଡିଜେନେରେଟିଭ ଗଣ୍ଠି ରୋଗ, ବା ଡିଜେନେରେଟିଭ ଆର୍ଥ୍ରୋସିସ, ଏକ ପ୍ରକାର ଗଣ୍ଠି ରୋଗ ଯେଉଁଥିରେ ଗଣ୍ଠି ଉପାସ୍ଥି ଓ ଏହା ନିମ୍ନସ୍ଥ ଅସ୍ଥି କ୍ଷୟ ହୁଏ । ଏହି ରୋଗର ଅତି ସାଧାରଣ ଲକ୍ଷଣ ମଧ୍ୟରେ ଗଣ୍ଠି ଯନ୍ତ୍ରଣା ଓ ଗଣ୍ଠି ଚଳନ ଅକ୍ଷମତା ମୂଖ୍ୟତଃ ଦେଖାଯାଏ । ପ୍ରଥମେ ପ୍ରଥମେ ବ୍ୟାୟାମ କଲାପରେ ଲକ୍ଷଣ ପ୍ରକାଶ ପାଏ, ସମୟ କ୍ରମେ ଏହା ସର୍ବଦା ପ୍ରକାଶ ପାଏ । ଅନ୍ୟାନ୍ୟ ଲକ୍ଷଣ: ଗଣ୍ଠିରେ ତରଳ ପଦାର୍ଥ ଜମେ, ଗଣ୍ଠିର ଚଳନ କ୍ଷମତା କମିଯାଏ, ପିଠି ଗଣ୍ଠିରେ ରୋଗ ହେଲେ ପିଠି ଦୁର୍ବଳ ଲାଗେ କିମ୍ବା ହାତ ଗୋଡ କାଲୁଆ ହୋଇଯାଏ । ଅଧିକ ରୋଗଗ୍ରସ୍ତ ହେଉଥିବା ଗଣ୍ଠିମାନଙ୍କର ନାମ ଆଙ୍ଗୁଠି ଅଗ ଗଣ୍ଠି, ବୃଦ୍ଧାଙ୍ଗୁଳି ମୂଳ ଗଣ୍ଠି, ବେକ, ଅଣ୍ଟା, ଆଣ୍ଠୁ ଓ ପିଚା ଗଣ୍ଠି । ଦେହର ଏକ ପାଖର ଗଣ୍ଠି ଅଧିକ ରୋଗଗ୍ରସ୍ତ ହୁଏ । ସାଧାରଣତଃ ବର୍ଷ ବର୍ଷ ଧରି ରୋଗ ଧୀରେ ଧୀରେ ହୁଏ । ଏହାଦ୍ୱାରା ବ୍ୟବସାୟ ଓ ଦୈନନ୍ଦିନ କାର୍ଯ୍ୟ ବାଧାପ୍ରାପ୍ତ ହୁଏ । ଅନ୍ୟାନ୍ୟ ଗଣ୍ଠି ରୋଗ ଭଳି ନ ହୋଇ ଏହା କେତେକ ନିର୍ଦ୍ଦିଷ୍ଟ ଗଣ୍ଠିକୁ ଧରେ ।ପୂର୍ବତନ ଗଣ୍ଠି ଆଘାତ, ଅଣବିକଶିତ ବା ଅସ୍ୱାଭାବିକ ଗଣ୍ଠି ଓ ବଂଶାନୁକ୍ରମିକ ତ୍ରୁଟି । ଅଧିକ ଓଜନ, ଅସମାନ ଗୋଡ଼ ଓ ଗଣ୍ଠିରେ ଚାପ ପଡ଼ୁଥିବା କାର୍ଯ୍ୟ ଇତ୍ୟାଦି ଏହି ରୋଗ ସୃଷ୍ଟିର ସହାୟକ ହୁଏ । ଗଣ୍ଠିରେ ଯାନ୍ତ୍ରିକ ଚାପ ଓ ନିମ୍ନ ସ୍ତରର ପ୍ରଦାହ ଏହି ରୋଗ ସୃଷ୍ଟି କରିବାରେ ସହାୟକ ହୁଏ । ଉପାସ୍ଥି କ୍ଷୟରୁ ଆରମ୍ଭ ହୋଇ ଧୀରେ ଧୀରେ ଉପାସ୍ଥି ନିମ୍ନରେ ଥିବା ଅସ୍ଥି କ୍ଷୟ ହୁଏ । ଯନ୍ତ୍ରଣା ଯୋଗୁ ବ୍ୟାୟାମ ନ ହୋଇ ପାରି ମାଂସପେଶୀ କ୍ଷୟ ହୁଏ । ଚିହ୍ନ ଓ ଲକ୍ଷଣ ସହ ମେଡିକାଲ ଇମେଜିଙ୍ଗ କରି ରୋଗ ନିର୍ଣ୍ଣୟ କରାଯାଏ ଓ ଏହା ସହିତ ଅନ୍ୟାନ୍ୟ ପରୀକ୍ଷା ସାହାଯ୍ୟରେ ଅନ୍ୟ ସନ୍ଦେହାତ୍ମକ ରୋଗ ନିର୍ଣ୍ଣୟ ଦୂର କରାଯାଏ । ରିଉମାଟଏଡ ଆର୍ଥ୍ରାଇଟିସ ଭଳି ଏହି ରୋଗରେ ପ୍ରଦାହ ହୁଏନି, ତେଣୁ ଲାଲ ଦେଖାଯାଏନି ବା ଗରମ ଲାଗେନି ।ଯନ୍ତ୍ରଣା ଲାଘବକାରୀ ଔଷଧ, ଗଣ୍ଠି ଉପରେ ଚାପ କମେଇବା, ସାହାଯ୍ୟକାରୀ ଦଳ ସହିତ ବ୍ୟାୟାମ କରି ଏହା ଚିକିତ୍ସା କରାଯାଏ । ଗଣ୍ଠି ବିଶ୍ରାମ, ବାଡ଼ି ଓ ବ୍ରେସ ସହାୟତାରେ ଗଣ୍ଠି ଉପରେ ଚାପ କମେଇ ଦିଆଯାଇପାଏ । ଅଧିକ ଓଜନ ସମ୍ପର୍ଣ୍ଣ ଲୋକର ଓଜନ କମେଇଲେ ଉପକାର ମିଳେ । ଯନ୍ତ୍ରଣା ନିମନ୍ତେ ପାରାସେଟାମୋଲ (ଆସେଟାମିନୋଫେନ) ଦିଆଯାଏ । ଏହି ଔଷଧ କାମ ନ କଲେ ନାପ୍ରୋକ୍ସେନ ଭଳି ଏନଏସଆଇଡି ଦିଆଯାଏ । ନିଶା ଭୟରେ ଓପିଏଡ ସ୍ୱଳ୍ପକାଳ ନିମନ୍ତେ ଦିଆଯାଏ । ସାଧାରଣ ଜୀବନଧାରା ବିପର୍ଯ୍ୟୟ ହେଲେ ଗଣ୍ଠି ରୋପଣ କରାଯାଏ । କୃତ୍ରିମ ଗଣ୍ଠି ସ୍ୱଳ୍ପ କାଳ ନିମନ୍ତେ କାମ ଦିଏ । ଅଧିକାଂଶ ରୋଗୀଙ୍କର ଚିକିତ୍ସା ଫଳାଫଳ ଉତ୍ତମ ରହେ । ସନ ୨୦୧୦ ହିସାବ ଅନୁସାରେ ଆଣ୍ଠୁ ଓ ହିପ ଓଷ୍ଟିଓଆର୍ଥ୍ରାଇଟିସ ରୋଗ ଏକ ଅତି ସାଧାରଣ ରୋଗ ଯାହା ଜନସଂଖ୍ୟାର ୩.୮ %ଲୋକଙ୍କୁ ହୋଇଥିଲା । ବୟସ ୬୦ ଉର୍ଦ୍ଧ୍ୱ ୧୦ % ପୁରୁଷମାନଙ୍କୁ ଓ ୧୮ % ମହିଳାମାନଙ୍କୁ ଏହି ରୋଗ ହୁଏ । ଅସାମର୍ଥ୍ୟ ସହିତ ବଞ୍ଚିବାର କାରଣ ମଧ୍ୟରୁ ୨ % ଏହି ରୋଗ ଯୋଗୁ ହୁଏ । ଅଷ୍ଟ୍ରେଲିଆରେ ୧.୯ ନିୟୁତ ଓ ଆମେରିକାରେ ପ୍ରାୟ ୨୭ % ଲୋକଙ୍କୁ ଏହି ରୋଗ ହୁଏ । ବୟସ ୪୫ ପୂର୍ବରୁ ପୁରୁଷମାନଙ୍କୁ ଏହି ରୋଗ ଅଧିକ ହୁଏ ଓ ୪୫ ବର୍ଷ ବୟସ ପରେ ମହିଳାମାନଙ୍କୁ ଏହା ଅଧିକ ହୁଏ । ଅତି ବୟସ ବଢିଗଲେ ଉଭୟ ଲିଙ୍ଗର ଲୋଳଙ୍କୁ ସମ ପରିମାଣରେ ଏହି ରୋଗ ହୁଏ ।
ଉପକ୍ରମ: ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣାଶୁଣା) । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ସମଗ୍ର ଭାରତବର୍ଷରେ ଦେବତାମାନଙ୍କ ନିମନ୍ତେ ଯେତେ ପ୍ରକାରର ରଥ ବ୍ୟବହାରରେ ଆସୁଛି, ତାହା ମଧ୍ୟରେ ଶ୍ରୀକ୍ଷେତ୍ରର ତିନି ରଥ ନିର୍ମାଣ ଶୈଳୀ ଅତୀବ ରହସ୍ୟମୟ । ବହୁ ପ୍ରାଚୀନ ସମୟରୁ ରଥତ୍ରୟର ନିର୍ମାଣ ପଦ୍ଧତି ଶିଳ୍ପଶାସ୍ତ୍ରାନୁମୋଦିତ । ପ୍ରତ୍ୟେକ ପର୍ଷ ପରମ୍ପରା ଅନୁଯାୟୀ ଶ୍ରୀନଅର ସମ୍ମୁଖସ୍ଥ ରଥ ଖଳାରେ ନୂତନ ଭାବେ ତୋନୋଟି ରଥର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥାଏ। ଏ ସମ୍ପର୍କିତ ବିଭିନ୍ନ କାର୍ଯ୍ୟ ରାଜ୍ୟ ତଥା ଜିଲ୍ଲା ପ୍ରଶାସନ, ବିଧି ବିଭାଗ, ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ ଓ ପୌର ପ୍ରଶାସନଦ୍ୱାରା ମିଳିତ ଭାବେ ସମ୍ପାଦିତ ହୋଇଥାଏ। ଶ୍ରୀମନ୍ଦିରର ତିନି ଠାକୁରଙ୍କ ପାଇଁ ତିନୋଟି ଭିନ୍ନ ଭିନ୍ନ ରଥର ବ୍ୟବସ୍ଥା ରହି ଆସିଛି । ସାମ୍ୟ ଓ ମୈତ୍ରୀର ପ୍ରତୀକ ଶ୍ରୀଜଗନ୍ନାଥ ମହାପ୍ରଭୁ ଯେଉଁ ରଥରେ ବିରାଜମାନ କରି ଶ୍ରୀଗୁଣ୍ଡିଚା ମନ୍ଦିରକୁ ନବ ଦିନ ଯାତ୍ରା କରନ୍ତି, ସେ ରଥର ନାମ ନନ୍ଦିଘୋଷ।
ରଥ ପୁରୀରେ ରଥ ଯାତ୍ରା ସମୟରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ବିଗ୍ରହକୁ ଗୁଣ୍ଡିଚା ମନ୍ଦିରକୁ ନେବା ପାଇଁ ବ୍ୟବହୃତ କାଠତିଆରି ଯାନ । ତିନିଗୋଟି ରଥରେ ପୁଷ୍ୟାନକ୍ଷତ୍ରଯୁକ୍ତ ଆଷାଢ଼ ଶୁକ୍ଳ ଦ୍ୱିତୀୟା ଦିନ ବିଗ୍ରହମାନ ରଥରେ ଜଗନ୍ନାଥ ମନ୍ଦିରରୁ ଗୁଣ୍ଡିଚା ମନ୍ଦିରକୁ ବିଜେ କରି ସେଠାରେ ସପ୍ତାହକାଳ ଅବସ୍ଥାନ ପରେ ଦଶମୀ ଦିନ ବଡ଼ ଦେଉଳକୁ ବାହୁଡ଼ନ୍ତି । ଗୁଣ୍ଡିଚା ମନ୍ଦିରକୁ ଯିବା ଦିନକୁ ରଥଯାତ୍ରା ବା ଗୁଣ୍ଡିଚା ଫେରିବା ଦିନକୁ ବାହୁଡ଼ା ଯାତ୍ରା ବୋଲାଯାଏ ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଓଡ଼ିଶା ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ଉପକ୍ରମ: ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣାଶୁଣା) । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ଏହା ଶ୍ରୀମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରା ମଧ୍ୟରେ ପ୍ରଧାନ । ସମଗ୍ର ଭାରତବର୍ଷରେ ଦେବତାମାନଙ୍କ ନିମନ୍ତେ ଯେତେ ପ୍ରକାରର ରଥ ବ୍ୟବହାରରେ ଆସୁଛି, ତାହା ମଧ୍ୟରେ ଶ୍ରୀକ୍ଷେତ୍ରର ତିନି ରଥ ନିର୍ମାଣ ଶୈଳୀ ଅତୀବ ରହସ୍ୟମୟ । ବହୁ ପ୍ରାଚୀନ ସମୟରୁ ରଥତ୍ରୟର ନିର୍ମାଣ ପଦ୍ଧତି ଶିଳ୍ପଶାସ୍ତ୍ରାନୁମୋଦିତ । ପ୍ରତ୍ୟେକ ବର୍ଷ ପରମ୍ପରା ଅନୁଯାୟୀ ଶ୍ରୀନଅର ସମ୍ମୁଖସ୍ଥ ରଥ ଖଳାରେ ନୂତନ ଭାବେ ତୋନୋଟି ରଥର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥାଏ। ଏ ସମ୍ପର୍କିତ ବିଭିନ୍ନ କାର୍ଯ୍ୟ ରାଜ୍ୟ ତଥା ଜିଲ୍ଲା ପ୍ରଶାସନ, ବିଧି ବିଭାଗ, ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ ଓ ପୌର ପ୍ରଶାସନଦ୍ୱାରା ମିଳିତ ଭାବେ ସମ୍ପାଦିତ ହୋଇଥାଏ। ଶ୍ରୀମନ୍ଦିରର ତିନି ଠାକୁରଙ୍କ ପାଇଁ ତିନୋଟି ଭିନ୍ନ ଭିନ୍ନ ରଥର ବ୍ୟବସ୍ଥା ରହି ଆସିଛି । ସାମ୍ୟ ଓ ମୈତ୍ରୀର ପ୍ରତୀକ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବଡଭାଇ ଶ୍ରୀ ବଳଭଦ୍ର ଯେଉଁ ରଥରେ ବିରାଜମାନ କରି ଶ୍ରୀଗୁଣ୍ଡିଚା ମନ୍ଦିରକୁ ନବ ଦିନ ଯାତ୍ରା କରନ୍ତି, ସେ ରଥର ନାମ ତାଳଧ୍ୱଜ।
ଉପକ୍ରମ: ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣାଶୁଣା) । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ଏହା ଶ୍ରୀମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରା ମଧ୍ୟରେ ପ୍ରଧାନ । ସମଗ୍ର ଭାରତବର୍ଷରେ ଦେବତାମାନଙ୍କ ନିମନ୍ତେ ଯେତେ ପ୍ରକାରର ରଥ ବ୍ୟବହାରରେ ଆସୁଛି, ତାହା ମଧ୍ୟରେ ଶ୍ରୀକ୍ଷେତ୍ରର ତିନି ରଥ ନିର୍ମାଣ ଶୈଳୀ ଅତୀବ ରହସ୍ୟମୟ । ବହୁ ପ୍ରାଚୀନ ସମୟରୁ ରଥତ୍ରୟର ନିର୍ମାଣ ପଦ୍ଧତି ଶିଳ୍ପଶାସ୍ତ୍ରାନୁମୋଦିତ । ପ୍ରତ୍ୟେକ ବର୍ଷ ପରମ୍ପରା ଅନୁଯାୟୀ ଶ୍ରୀନଅର ସମ୍ମୁଖସ୍ଥ ରଥ ଖଳାରେ ନୂତନ ଭାବେ ତୋନୋଟି ରଥର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥାଏ। ଏ ସମ୍ପର୍କିତ ବିଭିନ୍ନ କାର୍ଯ୍ୟ ରାଜ୍ୟ ତଥା ଜିଲ୍ଲା ପ୍ରଶାସନ, ବିଧି ବିଭାଗ, ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ ଓ ପୌର ପ୍ରଶାସନଦ୍ୱାରା ମିଳିତ ଭାବେ ସମ୍ପାଦିତ ହୋଇଥାଏ। ଶ୍ରୀମନ୍ଦିରର ତିନି ଠାକୁରଙ୍କ ପାଇଁ ତିନୋଟି ଭିନ୍ନ ଭିନ୍ନ ରଥର ବ୍ୟବସ୍ଥା ରହି ଆସିଛି । ସାମ୍ୟ ଓ ମୈତ୍ରୀର ପ୍ରତୀକ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଭଉଣୀ ମାଁ ସୁଭଦ୍ରା ଯେଉଁ ରଥରେ ବିରାଜମାନ କରି ଶ୍ରୀଗୁଣ୍ଡିଚା ମନ୍ଦିରକୁ ନବ ଦିନ ଯାତ୍ରା କରନ୍ତି, ସେ ରଥର ନାମ ଦେବଦଳନ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ ପ୍ରତିବର୍ଷ ୨୨ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅନେକ ବର୍ଷ ଧରି ରଘୁନାଥ ବେଶ ଆଉହୋଇନଥିଲା ବେଳେ ୧୯୯୪ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ନୃସିଂହ ବେଶ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଧ ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା : - ସୁନାବେଶ ପ୍ରାୟ ପାଞ୍ଚ ଥର ଓ ଶ୍ରାଦ୍ଧ ବେଶ ତିନିଥର ସଂପନ୍ନ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ୱିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଋତୁ ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ୱଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱରଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧୀନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।
ମୀରା ପରିଡ଼ା ଜଣେ ଭାରତୀୟ ହିଞ୍ଜଡ଼ା ରାଜନେତ୍ରୀ ଓ ସାମାଜିକ କାର୍ଯ୍ୟକର୍ମୀ । ସେ ଓଡ଼ିଶାର ଖୋର୍ଦ୍ଧା ଜିଲ୍ଲାର ବାସିନ୍ଦା । ୨୦୧୯ ମସିହାରେ ବିଜୁ ଜନତା ଦଳର ମହିଳା ଶାଖା ବିଜୁ ମହିଳା ଜନତା ଦଳ (ବିଏମଜେଡି) ଦଳର ଉପସଭାପତି ଭାବେ ନିଯୁକ୍ତ ହୋଇଥିଲେ । ସେ ୨୦୧୬ରେ ୟୁନାଇଟେଡ଼ ନେସନ୍ସ ଡେଭଲପମେଣ୍ଟ ପ୍ରୋଗ୍ରାମ (ୟୁଏନଡିପି), ନ୍ୟାସନାଲ ଏଡସ୍ କଣ୍ଟ୍ରୋଲ ଅର୍ଗାନାଇଜେସନ (ନାକୋ) ଏବଂ ଏଚଆଇଭି ଆଲାଏନ୍ସଦ୍ୱାରା ଭାରତର "ବେଷ୍ଟ ଟ୍ରାନ୍ସଜେଣ୍ଡର ଲିଡର" ପୁରସ୍କାର ସମେତ ସମଗ୍ର ଦେଶରେ ଏଚଆଇଭି ଏବଂ ଏଡସ୍ କବଳରୁ ଅସୁରକ୍ଷିତ ଅବହେଳିତ ଗୋଷ୍ଠୀର ଅଧିକାରର ସୁରକ୍ଷା ପାଇଁ ଅନେକ ପୁରସ୍କାର ଜିତିଛନ୍ତି । ସେ ଲିଙ୍ଗଗତ ଅଧିକାର ନିମନ୍ତେ ଓଡ଼ିଶାର ପ୍ରଥମ ଏଲଜିବିଟି ପରିଚାଳିତ ଅଣଲାଭକାରୀ ସଂଗଠନ ପ୍ରତିଷ୍ଠା କରିଥିଲେ । ସେ ବର୍ତ୍ତମାନ ଅଲ-ଓଡ଼ିଶା ଥାର୍ଡ଼ ଜେଣ୍ଡର ଟ୍ରଷ୍ଟର ମଧ୍ୟ ଅଧ୍ୟକ୍ଷା ଅଲ ଓଡ଼ିଶା କିନ୍ନର ମହାସଂଘର ମୁଖ୍ୟା । ୨୦୧୭ରେ ସେ ଖଦୀ ଉତ୍ପାଦ ଉତ୍ପାଦନ ୟୁନିଟ ଉଦ୍ୟୋଗ ଆରମ୍ଭ କରିବା ପାଇଁ ଓଡ଼ିଶା ଖଦି ଏବଂ ଗ୍ରାମ ଶିଳ୍ପ ବୋର୍ଡଦ୍ୱାରା ୧୦ ଲକ୍ଷ ଟଙ୍କା ପାଇଥିଲେ । ଏକ ବ୍ୟାଙ୍କଦ୍ୱାରା ଋଣ ପାଇଁ ଅନୁମୋଦନ ପାଇଥିବା ସେ ଭାରତର ପ୍ରଥମ ହିଞ୍ଜଡ଼ା ଉଦ୍ୟୋଗୀ ।
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ଓଡ଼ିଶାରେ ମୁଖ୍ୟତଃ ଚାରିଗୋଟି ରଥଯାତ୍ରା ଅନୁଷ୍ଠିତ ହୁଏ । ବର୍ଷର ପ୍ରତି ତିନିମାସରେ ଥରେ ଗୋଟିଏ ରଥଯାତ୍ରା ହୁଏ । ଚୈତ୍ରମାସ ଶୁକ୍ଳ ଅଷ୍ଟମୀରେ ରୁକୁଣା ରଥଯାତ୍ରା, ଆଷାଢ ମାସ ଦ୍ୱିତୀୟାରେ ଗୁଣ୍ଡିଚା ରଥଯାତ୍ରା, ଆଶ୍ୱିନରେ ଦୁର୍ଗାଙ୍କ ଏବଂ ମାଘ ମାସ ପଞ୍ଚମୀରେ କୋଣାର୍କ ସୌର ରଥଯାତ୍ରା ପାଳନ ହେଉଥିବାର ପୁରାଣରେ ବର୍ଣ୍ଣନା ଅଛି । କିନ୍ତୁ ପ୍ରତି ତିନି ମାସ ବ୍ୟବଧାନରେ ଗୋଟିଏ ରଥଯାତ୍ରା ଅନୁଷ୍ଠିତ ହେଉଥିବାରୁ କୋଣାର୍କର ସୌର ରଥଯାତ୍ରା ମାଘ ମାସ ପରିବର୍ତ୍ତେ ପୌଷମାସରେ ଅନୁଷ୍ଠିତ ହୁଏ ।
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଶ୍ରୀମନ୍ଦିରରେ ଥିବା ବିଭିନ୍ନ ମଣ୍ଡପସବୁ ହେଲା: ଭେଟ ମଣ୍ଡପ, ଚାହାଣୀ ମଣ୍ଡପ, ସ୍ନାନ ମଣ୍ଡପ, ପ୍ରସାଦ ମଣ୍ଡପ, ବୈକୁଣ୍ଠ ମଣ୍ଡପ, ବକୁଳ ମଣ୍ଡପ, ଭୋଗ ମଣ୍ଡପ, ମୁକ୍ତି ମଣ୍ଡପ, ମାଜଣା ମଣ୍ଡପ, ଜଳକ୍ରୀଡା ମଣ୍ଡପ, ନାଭିକଟା ମଣ୍ଡପ, ଦେବସଭା ମଣ୍ଡପ, ଅଚିନ୍ତା ମଣ୍ଡପ, ନାଟପା ମଣ୍ଡପ, ଆଡ଼ପ ମଣ୍ଡପ, ବଳି ମଣ୍ଡପ, ରତ୍ନ ମଣ୍ଡପ (ରତ୍ନ ବେଦୀ), ଦୋଳ ମଣ୍ଡପ (ଦୋଳ ବେଦୀ) ଓ ଯଜ୍ଞ ମଣ୍ଡପ ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ବ୍ରହ୍ମୋତ୍ରୀ ମହାନ୍ତି (୧୯୩୪ - ୩୦ ଜୁନ ୨୦୧୦) ଜଣେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ କବୀ ।ପିଲାବେଳୁ ବ୍ରହ୍ମୋତ୍ରୀଙ୍କ ମା, ତାଙ୍କ କବି ପ୍ରତିଭା ଆବିଷ୍କାର କରିଥିଲେ । ତାଙ୍କ କବିତା ଛନ୍ଦମୟ ଥିଲା ଓ ଏଥିରେ ନାରୀବାଦର ଛାପ ଥିଲା । ୧୯୫୦ମସିହାରେ ତାଙ୍କର ପ୍ରଥମ କବିତା ପ୍ରକାଶ ପାଇଥିଲା । ଓଡ଼ିଶାର ବହୁ ପତ୍ରପତ୍ରିକାରେ ତାଙ୍କ କବିତା ପ୍ରକାଶ ପାଇଛି । ତାଙ୍କ ପତି ବିଜୟକୃଷ୍ଣ ମହାନ୍ତି ମଧ୍ୟ ଜଣେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଲେଖକ ।
ବିପଦତାରିଣୀ ଦେବୀ (ଲୋକପ୍ରିୟ ନାମ ବିପତ୍ତାରିଣୀ ଦେବୀ ବା ବିପୋତ୍ତାରିଣୀ ଦେବୀ ବା ବିପୋଦତାରିଣୀ ଦେବୀ) ଜଣେ ହିନ୍ଦୁ ଠାକୁରାଣୀ ବା ଦେବୀ ଯାହାଙ୍କୁ ମୂଖ୍ୟତଃ ପଶ୍ଚିମ ବଙ୍ଗ, ଓଡ଼ିଶା ଓ ଚତୁର୍ଦ୍ଦିଗରେ ଥିବା ଇଲାକାମାନଙ୍କରେ ପୂଜା କରାଯାଏ । ଦେବୀ ଦୁର୍ଗାଙ୍କର ୧୦୮ ଅବତାର ମଧ୍ୟରୁ ବିପଦତାରିଣୀ ଗୋଟିଏ, ଯାହାଙ୍କୁ ଅସୁବିଧା ସମୟରେ ବା ବିପଦରେ ପଡ଼ିଥିଲା ବେଳେ ସାହାଯ୍ୟ ପାଇଁ ପ୍ରାର୍ଥନା କରାଯାଏ । ପ୍ରତିବର୍ଷ ବିପଦତାରିଣୀ ବ୍ରତ ରଖି ମହିଳାମାନେ ଉତ୍ସବ ପାଳନ କରନ୍ତି ଯାହାର ସମୟ ସ୍ଥାନାନୁଯାୟୀ ଫରକ ହୋଇଥାଏ, ଯେପରିକି ଦ୍ୱିତୀୟ ରଥଯାତ୍ରାରୁ ଦଶମୀ {ଓଲଟ ରଥଯାତ୍ରା ବା ବାହୁଡ଼ା ଯାତ୍ରା} ମଧ୍ୟରେ ବା ହିନ୍ଦୁ କ୍ୟାଲେଣ୍ଡର ଅନୁସାରେ ଆଷାଢ଼ ଶୁକ୍ଳ ପକ୍ଷର ୨ରୁ ୧୦ ଦିନ ମଧ୍ୟରେ ପଡ଼ୁଥିବା ମଙ୍ଗଳବାର କିମ୍ବା ଶନିବାର ଦିନ ପାଳନ କରାଯାଏ । କିମ୍ବଦନ୍ତୀ ତାଙ୍କର ବିପଦ-ତାରିଣୀ ନାମକୁ ସ୍ଥିରୀକୃତ କରିଛି ଯାହାର ଅର୍ଥ ସମସ୍ୟାରୁ ମୁକ୍ତ କରିବା ।
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭା ଦ୍ବାରା ନିର୍ମିତ) । ଏହା ଲୋକଙ୍କ ଦ୍ବାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣି ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ଓଡ଼ିଆ: ଓଡ଼ିଶା ସାହିତ୍ୟ ଏକାଡେମିcode: or is deprecated ଏକ ସ୍ୱୟଂଶାସିତ ସାହିତ୍ୟିକ ଅନୁଷ୍ଠାନ । ଏହା ଓଡ଼ିଶା ସରକାର ୧୯୫୭ ମସିହାରେ ଗଠନ କରିଥିଲେ। । ଏହାର ଲକ୍ଷ୍ୟ ଓଡ଼ିଆ ଭାଷା ଓ ସାହିତ୍ୟର ପ୍ରୋତ୍ସାହନ , ସାହିତ୍ୟ ସମ୍ବନ୍ଧୀୟ କ୍ରିୟାକଳାପଦ୍ୱାରା ଓଡ଼ିଶାର ସାଂସ୍କୃତିକ ଐକ୍ୟ ସୁଦୃଢ କରିବା । ୧୯୭୦ ମସିହା ଜୁଲାଇ ୨୫ ତାରିଖରେ ସାହିତ୍ୟ ଏକାଡେମୀର ସମ୍ବିଧାନ ପ୍ରଣୟନ କରାଯାଇଥିଲା ଓ ଏହାକୁ ସ୍ୱୟଂଶାସିତ ସଂଗଠନର ମର୍ଯ୍ୟଦା ଦିଆ ଯାଇଥିଲା ।
ଭାରତର ରାଷ୍ଟ୍ରପତି ମାନଙ୍କର ତାଲିକା
ଏହି ସାରଣୀରେ ପ୍ରଦତ୍ତ ପୂର୍ବତନ ରାଷ୍ଟ୍ରପତିମାନଙ୍କର ନାମ ସେହି କ୍ରମରେ ଦିଆ ଯାଇଛି ଯେଉଁ କ୍ରମରେ ସେମାନେ ରାଷ୍ଟ୍ରପତି ନିର୍ବାଚନ ଜିତିଥିଲେ। ତେଣୁ ବରାହଗିରି ଭେଙ୍କଟଗିରି, ମହମ୍ମଦ ହିଦାୟତୁଲ୍ଲା, ଏବଂ ବସପ୍ପା ଦନାପ୍ପା ଜତ୍ତୀ, କାମଚଳା ରାଷ୍ଟ୍ରପତି ଥିବାରୁ ସେମାନଙ୍କ ନାମ ଏହି ସାରଣୀରେ ଦିଆ ଯାଇ ନାହିଁ । ଭାରତର ରାଷ୍ଟ୍ରପତି କୌଣସି ରାଜନୈତିକ ଦଳର ନ ହେଲେ ବି ରାଷ୍ଟ୍ରପତି ରୂପେ ନିର୍ବାଚିତ ହେବା ଆଗରୁ ସେମାନେ ଯେଉଁ ଦଳର ନେତା ଥିଲେ, ତାଙ୍କ ନାମ ଆଗରେ ସେଇ ଦଳର ନାମ ଉଲ୍ଲେଖ କରାଯାଇଛି।
ଯଦୁମଣି ମହାପାତ୍ର (୮ ଜାନୁଆରୀ ୧୭୮୧ - ୨ ଜୁଲାଇ ୧୮୬୬)ନୟାଗଡ଼ ଜିଲ୍ଲାର ଇଟାମାଟି ଗାଁରେ ୧୭୮୩ ମସିହାରେ ଜନ୍ମିତ ଜଣେ କବି ଥିଲେ । ସେ ଉତ୍କଳଘଣ୍ଟ ଭାବରେ ଖ୍ୟାତ । ସେ ରାଘବ ବିଳାସ ଓ ପ୍ରବନ୍ଧ ପୂର୍ଣ୍ଣଚନ୍ଦ୍ର ନାମକ ଦୁଇଗୋଟି ବୃହତ୍ କାବ୍ୟ, ଅନେକ ଚଉପଦୀ ଓ କ୍ଷୁଦ୍ରଗୀତ ରଚନା କରିଛନ୍ତି । ଯଦୁମଣିଙ୍କ ରଚନା ରୀତିଯୁଗୀୟ ଶୈଳୀରେ ଲିଖିତ ଓ ଅତ୍ୟନ୍ତ ପାଣ୍ଡିତ୍ୟପୂର୍ଣ୍ଣ । ଏହା ଛଡ଼ା ନିଜର ହାସ୍ୟୋଦ୍ଦୀପକ ଛୋଟ ଛୋଟ ଗୀତ ଓ ଆଶୁକବିତ୍ୱ ଲାଗି ଯଦୁମଣି ଓଡ଼ିଶାର ପୁରପଲ୍ଲୀରେ ଭାରି ପ୍ରସିଦ୍ଧ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
କୋଣାର୍କ ଓଡ଼ିଶାର ପୁରୀ ଜିଲ୍ଲାରେ ଅବସ୍ଥିତ ଏକ ଛୋଟ ସହର । ଏଠାରେ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ସ୍ଥାପିତ ସୂର୍ଯ୍ୟ ମନ୍ଦିର ଅବସ୍ଥିତ । ପୁରୀ ସହରଠାରୁ ୩୨ କି.ମି. ଦୂରତାରେ ବଙ୍ଗୋପସାଗର କୂଳରେ ଅବସ୍ଥିତ । ଏହା ସ୍ୱର୍ଣ୍ଣ ତ୍ରିଭୁଜର ଗୋଟିଏ ସୀମାରେ ଅବସ୍ଥିତ । ଏହା ବ୍ଲାକ ପାଗୋଡା ନାମରେ ମଧ୍ୟ ବିଶ୍ୱ ବିଖ୍ୟାତ । କୋଣାର୍କ ଅର୍କ କ୍ଷେତ୍ର ନାମରେ ପୁରାଣ ପ୍ରସିଦ୍ଧ । ଏହା ମିତ୍ରବନ ଭାବେ ମଧ୍ୟ ପରିଚିତ ଥିଲା| ଏହି ସ୍ଥାନ ଭୁବନେଶ୍ୱରଠାରୁ ୬୫ କି.ମି.
ଇତମାଦ - ଉଦ-ଦଉଲାହ କବରଗୃହ(ଉର୍ଦ୍ଦୁ: اعتماد الدولہ کا مقبرہcode: ur is deprecated , I'timād-ud-Daulah kā Maqbara) ଭାରତର ରାଜ୍ୟ ଉତ୍ତର ପ୍ରଦେଶର ଆଗ୍ରା ନିକଟସ୍ଥ ଏକ ମୋଗଲ କାଳୀନ କବର-ଗୃହ । ଏହାକୁ ବହୁବାର "ଅଳଙ୍କାର ବାକ୍ସ"(jewel box) ଭାବେ ସମ୍ବୋଧିତ କରାଯାଏ, କେବେ କେବେ "ଛୋଟ ତାଜ ମହଲ"(Baby Tāj) ମଧ୍ୟ କୁହାଯାଏ । ଏହି କବର-ଗୃହକୁ ତାଜ୍ ମହଲର ପୂର୍ବ-ସଂସ୍କରଣ ଭାବେ ବିବେଚନା କରାଯାଇଥାଏ ।
ରେବତୀ ହେଉଛି ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ଫକୀରମୋହନଙ୍କ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଛି । ୧୮୯୮ ମସିହାରେ ତାଙ୍କ ରଚିତ 'ରେବତୀ' ବହୁତ ଜନପ୍ରିୟତା ଲାଭ କରିଥିଲା ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଛି ।
ନିତ୍ୟାନନ୍ଦ ମହାପାତ୍ର ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଏବଂ ଓଡ଼ିଆ ଔପନ୍ୟାସିକ ଥିଲେ । ସେ ଭଦ୍ରକ ନିର୍ବାଚନ ମଣ୍ଡଳୀରୁ ତିନିଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୧୯୬୭-୭୧ରେ ସେ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ନେତୃତ୍ୱାଧିନ ସ୍ୱତନ୍ତ୍ର ଜନ କଂଗ୍ରେସ ଶାସନ ସମୟରେ ସେ ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ବିଭାଗ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଥିଲେ । ସେ ଥରେ ଜନ କଂଗ୍ରେସରୁ ଓ ଦୁଇଥର ସ୍ୱାଧୀନ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ବ୍ରିଟିଶ ଶାସନ ବିରୁଦ୍ଧରେ ଆନ୍ଦୋଳନ କରି ସେ ତିନିଥର କାରାବରଣ କରିଥିଲେ । ସେ ୧୧ ଖଣ୍ଡ ଉପନ୍ୟାସ, ୪ ଖଣ୍ଡ ଗଳ୍ପ ସଙ୍କଳନ ଓ ଏକାଧିକ କବିତା ସଙ୍କଳନ ରଚନା କରିଥିଲେ ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ । ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ସେଥିରୁ ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।