ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଭାରତର ସ୍ୱାଧୀନତା ଦିବସ ଏକ ଭାରତୀୟ ଜାତୀୟ ଦିବସ ଅଟେ । ୧୯୪୭ ମସିହାରେ ଭାରତ ଫିରିଙ୍ଗି ଶାସନରୁ ମୁକ୍ତ ହୋଇ ସ୍ୱତନ୍ତ୍ର ଗଣରାଜ୍ୟରେ ପରିଣତ ହୋଇଥିଲା । ତେଣୁ ଏହି ଦିନକୁ ମନେପକାଇବା ପାଇଁ ପ୍ରତିବର୍ଷ ପନ୍ଦର ଅଗଷ୍ଟକୁ ଭାରତର ସ୍ୱାଧୀନତା ଦିବସ ଭାବରେ ପାଳନ କରାଯାଇଥାଏ । ଏହା ଭାରତର ଏକ ପ୍ରଧାନ ଜାତୀୟ ଦିବସ । ଦେଶ ସାରା, ଏହି ଦିନ ପତାକା ଉତ୍ତୋଳନ କରଯାଇଥାଏ ଓ ଉତ୍ସବମାନ ଅୟୋଜନ କରାଯାଇଥାଏ । ରାଜଧାନୀ ଦିଲ୍ଲୀରେ ଏହି ଦିନ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କ ନିମନ୍ତେ ଜାତୀୟ ପତାକା ଉତ୍ତୋଳନ କରି ଅଭିଭାଷଣ ଦେଇଥାନ୍ତି ଯାହା ଦେଶସାରା ଟି.ଭି.ରେ ଦେଖାଯାଇଥାଏ । ଏହି ଅଭିଭାଷଣରେ ସେ ଦେଶର ପ୍ରଗତି, ଅସୁବିଧା ଓ ତାହାର ସମାଧାନ ଓ ଆଗକୁ ହେବାକୁ ଥିବା ଉନ୍ନତି ଆଦି ବିଷୟରେ ବଖାଣିଥାନ୍ତି । ଭାରତୀୟ ସ୍ୱାଧୀନତା ସଂଗ୍ରାମ ଓ ସଂଗ୍ରାମୀମାନଙ୍କ ଉପରେ ମଧ୍ୟ ସେ ଅଭିଭାଷଣ ରଖିଥାନ୍ତି ।
ଖୁଦୁରୁକୁଣୀ ଓଷା ଓଡ଼ିଶାର ଏକ ପାରମ୍ପାରିକ ଓଷା । ଏହା ଭାଲୁକୁଣି ଓଷା ଓ ଢିଙ୍କି ଓଷା ଭାବେ ମଧ୍ୟ ପରିଚିତ । ଏହାକୁ କୁଆଁରୀ ଓଡ଼ିଆ ଝିଅମାନେ ପାଳନ କରିଥାନ୍ତି । ଏଥିରେ ଖୁଦୁରୁକୁଣୀଙ୍କର ପୂଜାର୍ଚ୍ଚନା କରାଯାଇଥାଏ । ଓଡ଼ିଶାରେ ସାଧବ ପୁଅମାନେ ସୁଦୂର ଅତୀତରେ ଦେଶବିଦେଶକୁ ବଣିଜ କରିବା ନିମନ୍ତେ ଯାଉଥିଲେ । ସେହିପରି ଏକ ସାତ ସାଧବ ଭାଇ ଓ ସେମାନଙ୍କ ଅଲିଅଳି ଭଉଣୀ ତଅପୋଇକୁ ଭାଉଜମାନେ ଯାତନା ଦେବା ଓ ଖୁଦୁରୁକୁଣୀଙ୍କୁ ପୂଜି ସେଥିରୁ ମୁକ୍ତି ମିଳିବାକୁ ନେଇ ଏହି ଓଷାର ଆରମ୍ଭ । ଝିଅମାନେ ଦୂରରେ ଥିବା ଆତ୍ମୀୟ ଓ ମୁଖ୍ୟତଃ ଭାଇମାନଙ୍କର ମଙ୍ଗଳ ମନାସି ଏହି ଓଷା ପାଳିଥାନ୍ତି ।
ବନ୍ଦେ ମାତରମ ଏକ ରାଷ୍ଟ୍ର ଭକ୍ତି କବିତା ଯାହା ବଙ୍କିମ ଚନ୍ଦ୍ର ଚଟୋପାଧ୍ୟାୟଙ୍କଦ୍ୱାରା ୧୮୮୨ ମସିହାରେ ଆନନ୍ଦ ମଠ ଉପନ୍ୟାସରେ ଲେଖାଯାଇଥିଲା । ଏହା ସଂସ୍କୃତ ଓ ବଙ୍ଗଳା ଭାଷାର ମିଶାମିଶି ଭାଷାରେ ଲେଖାଯାଇଥିଲା । ଏହି କବିତାଟି ଏକ ଜଣାଣ ଅଟେ ଯେଉଁଥିରେ ମା ଦୁର୍ଗାଙ୍କୁ ଭାରତ ମାତାଙ୍କ ଅବତାର ସହିତ ତୁଳନା କରି ତାଙ୍କ ବନ୍ଦନା କରାଯାଇଛି । ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଏହି କବିତାର ଭୂମିକା ଅନେକ । ଏହି କବିତାଟିକୁ ପ୍ରଥମ ଥର ପାଇଁ ରବୀନ୍ଦ୍ରନାଥ ଠାକୁର ୧୮୯୬ର କଂଗ୍ରେସ ଅଧିବେସନରେ ଆବୃତ୍ତି କରିଥିଲେ । ୧୯୫୦ରେ ଭାରତ ଯେତବେଳେ ଏକ ଗଣତାନ୍ତ୍ରିକ ଦେଶ ଭାବେ ପରିଚୟ ପାଇଲା ସେତବେଳେ ଏହି କବିତାର ଦୁଇଟି ଛନ୍ଦ ସରକାରୀ ଭାବରେ ଭାରତ ଗଣରାଜ୍ୟର ରାଷ୍ଟ୍ର ଗାନ କରିଦିଆଗଲା ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭା ଦ୍ବାରା ନିର୍ମିତ) । ଏହା ଲୋକଙ୍କ ଦ୍ବାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏହି ଦିନଟିକୁ ସାଧାରଣତନ୍ତ୍ର ଦିବସ ରୂପେ ପାଳନ କରାଯାଏ । ସାଧାରଣତନ୍ତ୍ର ଦିବସରେ ରାଷ୍ଟ୍ରପତି ରାଜଧାନୀ ଦିଲ୍ଲୀର ଲାଲକିଲ୍ଲା ଦୁର୍ଗଠାରେ ଜାତୀୟ ପତାକା ଉତ୍ତୋଳନ କରି ଭାରତୀୟ ସାମରିକ ବାହିନୀ,ଅର୍ଦ୍ଧ ସାମରିକ ବାହିନୀ,ପୁଲିସ ବାହିନୀ ଓ ଦେଶର ବିଭିନ୍ନ ଅଂଚଳରୁ ଆସିଥିବା କ୍ୟାଡେଟମାନଙ୍କଠାରୁ ପ୍ୟାରେଡ଼ ଅଭିବାଦନ ଗ୍ରହଣ କରନ୍ତି ।
ଶ୍ରୀ ଅରବିନ୍ଦ (ବଙ୍ଗାଳୀ - শ্রী অরবিন্দ - Sri Ôrobindo) ହେଉଛନ୍ତି ଏକାଧାରରେ ଜଣେ ଯୋଗୀ, ଗୁରୁ, କ୍ରାନ୍ତିକାରୀ, ସ୍ୱାଧୀନତା ସଂଗ୍ରାମୀ, ଦାର୍ଶନିକ ତଥା କବି । ସେ ୧୫ ଅଗଷ୍ଟ ୧୮୭୨ ମସିହାରେ ଇଂରେଜ ଶାସନାଧୀନ ଭାରତର କଲିକତା ନଗରରେ ଭୂମିଷ୍ଠ ହୋଇଥିଲେ । ମାନବ ଜାତିର ପୂର୍ଣାଙ୍ଗ ଅଭ୍ୟୁଦୟ ସମ୍ବନ୍ଧରେ ନିଜର ଦର୍ଶନ ବିକଶିତ ହେବା ଆଗରୁ ସେ ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଯୋଗଦାନ କରି ସେ ଜଣେ ମହାନ ନେତା ହିସାବରେ ପରିଚିତ ହୋଇ ଅଛନ୍ତି। ସେ ସଶସ୍ତ୍ର ସଂଗ୍ରାମରେ ବିଶ୍ୱାସୀ ଥିଲେ । ଶ୍ରୀ ଅରବିନ୍ଦଙ୍କ ଦର୍ଶନର ମୂଳ ତତ୍ତ୍ୱ ହେଉଛି ସାଧାରଣ ମାନବ ଜୀବନକୁ ଦିବ୍ୟ ଜୀବନରେ ରୂପାନ୍ତରଣ କରିବା । ସେ କହିଛନ୍ତି, ‘ମଣିଷ ହେଉଛି ଏକ ବିକାଶୋନ୍ମୁଖୀ ସତ୍ତା। ସେ ପୂର୍ଣ ବିକଶିତ ନୁହେଁ। ମାନସରୁ ଅତିମାନସ ପର୍ଯ୍ୟନ୍ତ ବିକାଶ ହେଉଛି ବିଶ୍ୱ ଚେତନା ଉତ୍ତରଣର ପରବର୍ତ୍ତୀ ମାଇଲ ଖୁଣ୍ଟ । ଆଉ ଏହା ଅତି ଆବଶ୍ୟକ କାରଣ ଏହା ହେଉଛି ଅନ୍ତରାତ୍ମାର ମୂଳ ଉଦ୍ଦେଶ୍ୟ ଓ ନୈସର୍ଗିକ ନିୟମ।’ ଏହିପରି ଭାବରେ ଶ୍ରୀ ଅରବିନ୍ଦ ‘ମୁକ୍ତି’କୁ ଏକ ଭିନ୍ନ ରୂପରେ ପ୍ରତି ପାଦନ କରିଛନ୍ତି, ଯାହା ବୈୟକ୍ତିକ ନୁହେଁ ବରଂ ସାମଗ୍ରିକ, ସମ୍ପୂର୍ଣ୍ଣ ମାନବ ସମାଜର ଉତ୍ତରଣରେ ବିଶ୍ୱାସୀ। ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦର୍ଶନ, ଧର୍ମ, ସାହିତ୍ୟ ଓ ମନୋବିଜ୍ଞାନର ସମନ୍ୱୟ ଶ୍ରୀ ଅରବିନ୍ଦଙ୍କ ଲେଖାରେ ଦେଖିବାକୁ ମିଳେ। ଶ୍ରୀ ଅରବିନ୍ଦଙ୍କ କୃତି ଭିତରେ ଦର୍ଶନ, କାବ୍ୟ, ବେଦ, ଉପନିଷଦ ଏବଂ ଗୀତା ଆଦିର ଅନୁବାଦ ଓ ଟୀକା, ନାଟକ, ସାମାଜିକ, ରାଜନୈତିକ ଓ ଐତିହାସିକ ସମାଲୋଚନା, ଆଧ୍ୟାତ୍ମିକ ଲେଖା, ପତ୍ର ପତ୍ରିକା ଓ ପତ୍ରାବଳୀ ଆଦି ଅନ୍ତର୍ଭୁକ୍ତ। ତାଙ୍କର ସାହିତ୍ୟିକ ସୃଷ୍ଟି ଦର୍ଶନ, କାବ୍ୟ ଓ ନାଟକୀୟତାରେ ଏକ ମଧୁର ସମନ୍ୱୟରେ ସୁଗଠିତ ଯାହା କିଞ୍ଚିତ୍ ଜଟିଳ, ଓ ସହଜରେ ବୋଧଗମ୍ୟ ନୁହେଁ। ତାଙ୍କର କତିପୟ ରଚନା ବଳି ନିମ୍ନରେ ପ୍ରଦତ୍ତ ହେଲା। ଦ ଲାଇଫ ଡିଭାଇନ The Life Divine (1940), ଦ ହ୍ୟୁମାନ ସାଇକଲ The Human Cycle (1949), ଦ ଆଇଡିଆଲ ଅଫ ହ୍ୟୁମାନ ୟୁନିଟି The Ideal of Human Unity (1949), ଅନ ଦି ବେଦ On the Veda (1956), କଲେକ୍ଟେଡ ପଏମସ ଏଣ୍ଡ ପ୍ଲେଜCollected Poems and Plays (1942), ଏସେଜ ଅନ ଦି ଗୀତାEssays on the Gita (1928), ଦ ସିନ୍ଥେସିସ ଅନ ଯୋଗ The Synthesis of Yoga (1948), and ସାବିତ୍ରୀ : ଏ ଲିଜେଣ୍ଡ ଏଣ୍ଡ ଏ ସିମ୍ବଲ Savitri: A Legend and a Symbol (1950).
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ହୀରାକୁଦ ନଦୀବନ୍ଧ, ମହାନଦୀ ତଟରେ ଅବସ୍ଥିତଥିବା ଓଡ଼ିଶାର ସବୁଠୁ ବଡ଼ ନଦୀବନ୍ଧ ଓ ଜଳ ପରିଯୋଜନା । ଏଠାରୁ ଜଳ ବିଦ୍ୟୁତ ଶକ୍ତି ଉତ୍ପାଦନ କରାଯାଇ ସାରା ଓଡ଼ିଶାକୁ ବିତରଣ କରାଯାଏ । ଏହା କୃଷି ଜଳସେଚନରେ ମଧ୍ୟ ସାହାଯ୍ୟ କରେ । ବନ୍ୟା ନିୟନ୍ତ୍ରଣ, ଜଳସେଚନ ଓ ବିଦ୍ୟୁତ ଉତ୍ପାଦନକୁ ଦୃଷ୍ଟିରେ ରଖି ହୀରାକୁଦ ବହୁମୁଖୀ ନଦୀବନ୍ଧ ଯୋଜନା ଭାରତ ସରକାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୧୯୫୭ରେ ସମ୍ପୂର୍ଣ୍ଣ ହୋଇଥିଲା । ଏହି ନଦୀବନ୍ଧ ଯୋଜନାରେ ସମୁଦାୟ ୮୪,୯୯୪ ବର୍ଗ କି.ମି. ଅଞ୍ଚଳରୁ ଜଳ ସଂଗୃହିତ ହେଉଥିବାବେଳେ ସେଥିରୁ ୬୭,୧୬୮ ବର୍ଗ କି.ମି.
ଇଷ୍ଟଇଣ୍ଡିଆ କମ୍ପାନି ଅଧିନରେ କାମ କରୁଥିବା ଭାରତୀୟ ସିପାହୀମାନଙ୍କଦ୍ୱାରା ୧୮୫୭ ମସିହାରେ ହୋଇଥିବା ଏହି ବିଦ୍ରୋହକୁ ଭାରତର ସ୍ୱାଧୀନତା ସଂଗ୍ରାମର ପ୍ରଥମ ଆନ୍ଦୋଳନ ବୋଲି କୁହାଯାଇଥାଏ । ବନ୍ଧୁକରେ ବ୍ୟବହୃତ ଗୁଳି ଉପରେ ଗାଇ ଓ ଘୁଷୁରୀ ଚର୍ବିର ବ୍ୟବହାରକୁ ନେଇ କ୍ଷୁବ୍ଧ ହୋଇଥିବା ଭାରତୀୟ ସିପାହୀମାନେ ଏହି ବିଦ୍ରୋହ କରିଥିଲେ । ବନ୍ଧୁକରେ ଗୁଳି ପୁରାଇବା ପୂର୍ବରୁ ସିପାହୀମାନଙ୍କୁ ଉପର ଆବରଣକୁ ଦାନ୍ତରେ ଛିଣ୍ଡାଇବାକୁ ପଡୁଥିଲା, ଏହା ଉଭୟ ହିନ୍ଦୁ ଓ ମୁସଲମାନ ସିପାହୀଙ୍କ ଧାର୍ମିକ ଭାବନାକୁ ପରିପନ୍ଥି ଥିବାରୁ ସେମାନେ ଏହାର ଦୃଢ଼ବିରୋଧ କରୁଥିବାରୁ ପ୍ରଭାବି
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ନେଲସନ ରୋଲିହ୍ହଲ୍ଲା ମଣ୍ଡେଲା (୧୮ ଜୁଲାଇ ୧୯୧୮ - ୫ ଡିସେମ୍ବର ୨୦୧୩) ଦକ୍ଷିଣ ଆଫ୍ରିକାର ପୂର୍ବତନ ରାଷ୍ଟ୍ରମୁଖ୍ୟ (୧୯୯୪-୧୯୯୯) ଥିଲେ । ସେ ଦକ୍ଷିଣ ଆଫ୍ରିକାର ପ୍ରଥମ ଅଣ ଶ୍ୱେତାଙ୍ଗ ବା କୃଷ୍ଣକାୟ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିଲେ । ତାଙ୍କ ଶାସନକାଳ ମଧ୍ୟରେ ଅପାର୍ଥିଡ଼ ନୀତିର ପତନ ହୋଇଥିଲା ତଥା ଚାଲିଆସୁଥିବା ରଙ୍ଗଭେଦ, ଦାରିଦ୍ର୍ୟ, ସାମାଜିକ ଅସମାନତାକୁ ଦୂର କରିବାକୁ ବିଶେଷ ପ୍ରାଧାନ୍ୟ ଦିଆଯାଇଥିଲା । ରାଜନୈତିକ ଭାବେ ସେ ଗଣତାନ୍ତ୍ରିକ ସମାଜବାଦୀ ଚିନ୍ତାଧାରାରେ ବିଶ୍ୱାସ ରଖିଥିଲେ ଏବଂ ଆଫ୍ରିକୀୟ ଜାତୀୟ କଂଗ୍ରେସର ସଭାପତି ଭାବେ ୧୯୯୧ରୁ ୧୯୯୭ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ । ଅନ୍ତର୍ଜାତୀୟ ପଦବୀ ଭାବେ "ନନ-ଆଲାଇନଡ ମୁଭମେଣ୍ଟ"ର ସାଧାରଣ-ସଚିବ ଭାବେ ୧୯୯୮-୧୯୯୯ ପାଇଁ କାର୍ଯ୍ୟରତ ଥିଲେ । ଯୋସା ସଂପ୍ରଦାୟର ଥେମ୍ବୁ ରାଜପରିବାରରେ ଜନ୍ମ ଗ୍ରହଣ କରି ମଣ୍ଡେଲା ଫୋର୍ଟ ହାରେ ବିଶ୍ୱ ବିଦ୍ୟାଳୟ ଓ ୱିଟୱାଟର୍ସରାଣ୍ଡ ବିଶ୍ୱବିଦ୍ୟାଳୟରେ ଆଇନ ଶିକ୍ଷା କରିଥିଲେ । ଜୋହାନ୍ସବର୍ଗରେ ରହିବା ସମୟରେ ଔପନିବେଶ ବିରୋଧୀ ରାଜନୀତିରେ ଅଂଶଗ୍ରହଣ କରି ଆଫ୍ରିକୀୟ ଜାତୀୟ କଂଗ୍ରେସରେ ଯୋଗଦେଇଥିଲେ ଓ ଏହାର ଯୁବ ସଂଘର ପ୍ରତିଷ୍ଠାତା ସଭ୍ୟ ଥିଲେ । ୧୯୪୮ରେ ନ୍ୟାସନାଲ ପାର୍ଟିର "ଆଫ୍ରିକାନ" ଜାତୀୟତାବାଦୀ ମାନେ ସରକାର ଗଠନ କରି କ୍ଷମତାକୁ ଆସିବା ପରେ ଅପାର୍ଥିଡ଼କୁ ନୀତିକୁ ପ୍ରାଧାନ୍ୟ ଦେଇଥିଲେ, ଏବଂ ସେହି ସମୟରେ ମଣ୍ଡେଲା ଜାତୀୟ କଂଗ୍ରେସଦ୍ୱାରା ୧୯୫୨ରେ ହୋଇଥିବା ଅସହଯୋଗ ଆନ୍ଦୋଳନରେ ପ୍ରମୁଖ ଭୂମିକା ଗ୍ରହଣ କରି ଟ୍ରାନ୍ସଭାଲ କଂଗ୍ରେସର ସଭାପତି ନିର୍ବାଚିତ ହୋଇଥିଲେ ଏବଂ ୧୯୫୫ରେ "ପିପୁଲ ଅଫ କଂଗ୍ରେସ"କୁ ଉଦବୋଧନ ଦେଇଥିଲେ । ଜଣେ ଓକିଲ ଭାବେ କାର୍ଯ୍ୟ କରୁଥିବା ସମୟରେ ସନ୍ଦେହଜନକ କାର୍ଯ୍ୟକଳାପ ପାଇଁ ଓ ଜାତୀୟ କଂଗ୍ରେସ ନେତା ଭାବେ ୧୯୫୫ରୁ ୧୯୬୧ ଯାଏଁ ଦେଶଦ୍ରୋହ ପାଇଁ ଅଭିଯୁକ୍ତ ହୋଇଥିଲେ ମଧ୍ୟ ଶେଷରେ ନିର୍ଦ୍ଦୋଷ ସାବ୍ୟସ୍ତ ହୋଇଥିଲେ । ଯଦିଓ ଆନ୍ଦୋଳନ ଆରମ୍ଭରେ ସେ ଅହିଂସା ନୀତିରେ ବିଶ୍ୱାସ ରଖିଥିଲେ; କିନ୍ତୁ ସାଉଥ ଆଫ୍ରିକାନ କମ୍ୟୁନିଷ୍ଟ ପାର୍ଟି ସହ ମିଶି ୧୯୬୧ରେ "ଉମଖୋଂତ ୱେ ସିଜୱେ" ନାମରେ ଏକ ସଶସ୍ତ୍ର ବାହିନୀ ଗଠନ କରି, ସରକାର ବିରୁଦ୍ଧରେ ବହୁ ବୋମାମାଡ଼ର ନେତୃତ୍ୱ ନେଇଥିଲେ । ୧୯୬୨ ମସିହାରେ ଗଣସଂହାର ଓ ଅନ୍ତର୍ଘାତୀ କାର୍ଯ୍ୟପାଇଁ ଦୋଷୀ ସାବ୍ୟସ୍ତ ହୋଇ ରିଭିନିଆ ଶୁଣାଣୀରେ ଆଜୀବନ କାରାବାସ ପାଇଁ ଦଣ୍ଡ ପାଇଥିଲେ । ରଙ୍ଗଭେଦ ନୀତି ଓ ଅପାର୍ଥିଡ଼ ବିରୋଧରେ ଲଢ଼ି ସେ ନିଜ ଜୀବନକାଳର ୨୭ ବର୍ଷ କାଳ ରୋବେନ ଦ୍ୱୀପର କାରାଗାର, ପୋଲ୍ସମୁର କାରାଗାର ଓ ଭିକ୍ଟର ଭର୍ଷ୍ଟର କାରାଗାରରେ କଟାଇଥିଲେ । ତାଙ୍କୁ ମୁକ୍ତ କରିବା ପାଇଁ ଆନ୍ତର୍ଜାତିକ ଚାପ ବଢ଼ିବାରୁ ୧୯୯୦ରେ ଛାଡ଼ ପାଇଥିଲେ । ଜାତୀୟ କଂଗ୍ରେସର ସଭାପତି ଥିବା ସମୟରେ ମଣ୍ଡେଲା ନିଜର ଆତ୍ମଜୀବନୀ ପ୍ରକାଶ କରିଥିଲେ ଓ ତତକାଳୀନ ରାଷ୍ଟ୍ରପତି ଏଫ.ଡବଲ୍ୟୁ.
ଦ୍ରୌପଦୀ ମୁର୍ମୁ (ଜନ୍ମ: ୨୦ ଜୁନ ୧୯୫୮) ଜଣେ ଭାରତୀୟ ରାଜନୀତିଜ୍ଞା ଓ ଭାରତର ୧୫ତମ ତଥା ବର୍ତ୍ତମାନର ରାଷ୍ଟ୍ରପତି । ଭାରତର ରାଷ୍ଟ୍ରପତି ହେବାରେ ସେ ପ୍ରଥମ ଆଦିବାସୀ । ସେ ଭାରତୀୟ ଜନତା ପାର୍ଟିର ଦଳୀୟ ପ୍ରାର୍ଥୀ ଭାବେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରୁ ଦୁଇଥର (୨୦୦୦ ଏବଂ ୨୦୦୪ରେ) ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ଝାଡ଼ଖଣ୍ଡର ରାଜ୍ୟପାଳ (୨୦୧୫-୨୦୨୧) ଭାବରେ କାର୍ଯ୍ୟ କରିଥିଲେ । ବିଜୁ ଜନତା ଦଳ ଏବଂ ଭାରତୀୟ ଜନତା ପାର୍ଟିର ସଂଯୁକ୍ତ ଶାସନ ବେଳେ ସେ ବାଣିଜ୍ୟ ଏବଂ ଗମନାଗମନ ବିଭାଗର ସ୍ୱାଧୀନ ମନ୍ତ୍ରୀ ଭାବେ ୨୦୦୦ ମାର୍ଚ୍ଚ ୬ରୁ ୨୦୦୨ ଅଗଷ୍ଟ ୬ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ ଏବଂ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗରେ ମନ୍ତ୍ରୀ ଭାବେ ୨୦୦୨ ଅଗଷ୍ଟ ୬ରୁ ୨୦୦୪ ମଇ ୧୬ ପର୍ଯ୍ୟନ୍ତ କାର୍ଯ୍ୟକରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରାଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ବିଖ୍ୟାତ ଜର୍ମାନ ଗଣିତଜ୍ଞ । ସେଟ୍ ତତ୍ୱର ଉଦ୍ଭାବକ ଭାବେ ପ୍ରସିଦ୍ଧ । ଜୀବନୀ-1970 ଦଶକ ପର୍ଯ୍ୟନ୍ତ, କ୍ୟାଣ୍ଟର ଉପରେ ମୁଖ୍ୟ ଏକାଡେମିକ୍ ପ୍ରକାଶନଗୁଡ଼ିକ ଆର୍ଥର୍ ମୋରିଜ୍ ଶୋନ୍ଫ୍ଲାଇସ୍ (1927)ଙ୍କଦ୍ୱାରା କ୍ଷୁଦ୍ର ମନୋଗ୍ରାଫ୍ ଥିଲା - ମୁଖ୍ୟତ M ମିଟାଗ୍-ଲେଫଲର - ଏବଂ ଫ୍ରେଙ୍କେଲ (1930) ସହିତ ଚିଠି | ଉଭୟ ଦ୍ୱିତୀୟ ଏବଂ ତୃତୀୟ ହାତରେ ଥିଲେ; କିମ୍ବା ତାଙ୍କ ବ୍ୟକ୍ତିଗତ ଜୀବନରେ ଅଧିକ କିଛି ନଥିଲା | ଏହି ଫାଙ୍କଟି ମୁଖ୍ୟତ Eric ଏରିକ୍ ମନ୍ଦିର ବେଲର ମେନ ଅଫ୍ ଗଣିତ (1937)ଦ୍ୱାରା ପୂର୍ଣ୍ଣ ହୋଇଥିଲା, ଯାହା କାଣ୍ଟୋରଙ୍କ ଆଧୁନିକ ଜୀବନୀ ମଧ୍ୟରୁ ଜଣେ “ବୋଧହୁଏ ଗଣିତ ଇତିହାସରେ ବହୁଳ ଭାବରେ ପଢ଼ାଯାଇଥିବା ଆଧୁନିକ ପୁସ୍ତକ” ଭାବରେ ବର୍ଣ୍ଣନା କରିଥିଲେ; ଏବଂ "ସବୁଠାରୁ ଖରାପ" ଭାବରେ | ବେଲ ତାଙ୍କ ପିତାଙ୍କ ସହ ଓଡିପାଲ ଭାବରେ କ୍ୟାଣ୍ଟରଙ୍କ ସମ୍ପର୍କ, କ୍ରୋନେକରଙ୍କ ସହିତ ଦୁଇ ଯିହୁଦୀଙ୍କ ମଧ୍ୟରେ rel ଗଡ଼ା ଏବଂ କ୍ୟାଣ୍ଟରଙ୍କ ପାଗଳତା ତାଙ୍କ ଗଣିତ ପାଇଁ ଗ୍ରହଣ କରିବାରେ ବିଫଳ ହେବା କାରଣରୁ ରୋମାଣ୍ଟିକ ନିରାଶା ଭାବରେ ଉପସ୍ଥାପନ କରିଥିଲେ | ଗ୍ରେଟାନ୍-ଗିନିଜ୍ (1971) ଜାଣିବାକୁ ପାଇଲେ ଯେ ଏହି ଦାବିଗୁଡିକ ମଧ୍ୟରୁ କ true ଣସିଟି ସତ୍ୟ ନୁହେଁ, କିନ୍ତୁ ଅନ୍ୟ କ nar ଣସି କାହାଣୀର ଅନୁପସ୍ଥିତି ହେତୁ ସେଗୁଡିକ ମଧ୍ୟବର୍ତ୍ତୀ ସମୟର ଅନେକ ପୁସ୍ତକରେ ମିଳିପାରେ | ବେଲଠାରୁ ସ୍ୱାଧୀନ କିମ୍ବଦନ୍ତୀ ଅଛି - ଯେଉଁଥିରେ କ୍ୟାଣ୍ଟରଙ୍କ ପିତାଙ୍କୁ ଏକ ପ୍ରତିଷ୍ଠାତା ବୋଲି କୁହାଯାଏ, ଅଜ୍ଞାତ ପିତାମାତାଙ୍କଦ୍ୱାରା ପିଟର୍ସବର୍ଗକୁ ପଠାଯାଇଥିଲା | ଜୋସେଫ ଡାଉବେନଙ୍କ ଜୀବନୀରେ ବେଲଙ୍କ ପୁସ୍ତକର ଏକ ସମାଲୋଚନା ରହିଛି। ଡାବନ୍ ଲେଖିଛନ୍ତି: କ୍ୟାଣ୍ଟର ତାଙ୍କର କେତେକ ଭିଟୁପେରେଟିଭ୍ ଚିଠି, ଏବଂ ବିଟ୍ରାଜ୍ର ଏକ ଅଂଶକୁ ଉତ୍ସର୍ଗ କରିଥିଲେ, ଯାହା ଥୋମା, ଡୁ ବୋଇସ୍ ରେମଣ୍ଡଙ୍କ କାର୍ଯ୍ୟ ମାଧ୍ୟମରେ ଜର୍ମାନୀରୁ ବ୍ୟାପିଥିବା 'ଗଣିତର ଅସୀମ କଲେରା ବ୍ୟାକିଲସ୍' ଭାବରେ ସେ ବର୍ଣ୍ଣନା କରିଥିଲେ। ଏବଂ ଷ୍ଟୋଲଜ୍, ଇଟାଲୀୟ ଗଣିତକୁ ସଂକ୍ରମିତ କରିବା ପାଇଁ ...
ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନ୍ସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମର ଜଣେ ନାୟିକା ଥିଲେ । ସ୍ୱଦେଶ ଓ ସ୍ୱଜାତିକୁ ପରାଧୀନତାର ବନ୍ଧନରୁ ମୁକ୍ତ କରିବା ପାଇଁ ସେ ସଂଗ୍ରାମ କରିଥିଲେ । ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗଚାଳନା, ଅଶ୍ୱାରୋହଣ, ବିଭିନ୍ନ ପ୍ରକାର ଶାରୀରିକ ବ୍ୟାୟାମ, ଦୁର୍ଦ୍ଦାନ୍ତ ହସ୍ତୀମାନଙ୍କୁ ଆୟତ କରିବା ଆଦି କଳାରେ ସେ ପାରଙ୍ଗମ ଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।
ଜଗନ୍ନାଥ ମନ୍ଦିର (ବଡ଼଼଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼଼଼ଦେଉଳ ଏବଂ ବଡ଼଼଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ଚାଖି ଖୁଣ୍ଟିଆ (୧୮୨୭ - ୧୮୭୦) ଓଡ଼ିଶାର ପୁରୀରେ ଜନ୍ମିତ ଜନୈକ ବଳଶାଳୀ ସ୍ୱାଧୀନଚେତା ବ୍ରାହ୍ମଣସେବକ । ସେ ୧୮୨୭ ମସିହା ଶାମ୍ବ ଦଶମୀ ଦିନ ଜନ୍ମ ଗ୍ରହଣ କରିଥିଲେ । ଖୁଣ୍ଟିଆଙ୍କର ଶାରୀରିକ ବଳ ଅସାଧାରଣ ଥିଲା । ସେ ନେପାଳୀମାନଙ୍କ ପଣ୍ଡା ଥିଲେ ୧୮୫୭ ମସିହାରେ ଭାରତର ସିପାହୀ ବିଦ୍ରୋହବେଳେ ଏ ଉତ୍ତରପଶ୍ଚିମାଞ୍ଚଳର ହିନ୍ଦୁ ନେପାଳୀ ସୈନ୍ୟଙ୍କୁ ଇଂରେଜମାନଙ୍କ ବିପକ୍ଷରେ ଉତ୍ତେଜିତ କରି ଥିଲେ । ଏ ଶେଷକୁ ଧରାପଡ଼ି ଦଣ୍ଡ ପାଇଥିଲେ ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ପଣ୍ଡିତ ସଦାଶିବ ରଥଶର୍ମା (୧୯୧୭-୨ ଅପ୍ରେଲ ୧୯୮୯) ପୁରୀରେ ଜନ୍ମିତ ଜଣେ ପାରମ୍ପରିକ ପଣ୍ଡିତ ଓ ବିଦ୍ୱାନ୍ ଅଟନ୍ତି । ସେ ପୁରୀ ସହରରେ ୧୯୧୭ ମସିହା ମହାଶିବରାତ୍ରି ତିଥିରେ ଜନ୍ମଲାଭ କରିଥିଲେ । ପିତା ରାମଚନ୍ଦ୍ର ରଥଶର୍ମା ଓଡ଼ିଶାର ପ୍ରଖ୍ୟାତ ବିଦ୍ୱାନ୍ ଓ ତନ୍ତ୍ର ସାଧକ ଭାବେ ପରିଚିତ ଥିଲେ । ନିଜ ବିଦ୍ୱତ୍ତା ଓ ପାଣ୍ଡିତ୍ୟ ଯୋଗୁଁ ଏବଂ ଜଗନ୍ନାଥ ପରମ୍ପରାର ପ୍ରଚାର ପ୍ରସାରରେ ଉଲେଖନୀୟ ଅବଦାନ ଯୋଗୁଁ ରଥଶର୍ମା ପଦ୍ମଶ୍ରୀ ପୁରସ୍କାର ମଣ୍ଡିତ ହୋଇଥିଲେ । ୧୯୮୯ ମସିହା ୨ ଅପ୍ରେଲ ପାପନାଶିନୀ ଏକାଦଶୀ ତିଥିରେ ୭୧ ବର୍ଷ ବୟସରେ ପଣ୍ଡିତ ରଥଶର୍ମାଙ୍କ ପରଲୋକ ହୋଇଥିଲା ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଶ୍ରୀନିବାସ ରାମାନୁଜନ (pronunciation ) (୨୨ ଡିସେମ୍ବର ୧୮୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ 'ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ୟୁକ୍ଲିଡ୍ (; ପ୍ରାଚୀନ ଗ୍ରୀକ: Εὐκλείδηςcode: grc is deprecated Eukleidēs; ପ୍ରାୟ ଖ୍ରୀ.ପୂ ୩୨୫-ଖ୍ରୀ.ପୂ.୨୬୫) ଜଣେ ଗ୍ରୀକ୍ ଗଣିତଜ୍ଞ ଥିଲେ । ସେ ମିଶରର ଆଲେକ୍ଜାଣ୍ଡ୍ରିଆରେ ଥିଲେ ଓ ଆଲେକ୍ଜାଣ୍ଡ୍ରିଆ ପାଠାଗାରରେ କାମ କରୁଥିଲେ । ତାଙ୍କ ବିଷୟରେ କମ୍ ଜଣାଅଛି, କିନ୍ତୁ ବିଶ୍ୱାସ କରାଯାଏ ଯେ ସେ ଟଲେମି ୧ମ ଙ୍କର ସମସାମୟିକ । ତାଙ୍କର ଜନ୍ମସ୍ଥାନ ଓ ସମୟ ଜଣା ନାହିଁ ।
ଭାରତର ସ୍ୱାଧୀନତା ସଂଗ୍ରାମ ଅନ୍ୟତମ ପ୍ରମୁଖ ଘଟଣା "ଲବଣ ସତ୍ୟାଗ୍ରହ " ୧୯୩୦ ମସିହା ମାର୍ଚ୍ଚ ୧୨ ତାରିଖରେ ଗୁଜରାଟ ରାଜ୍ୟର ସମୁଦ୍ର ତଟବର୍ତ୍ତୀ ଗ୍ରାମ ଦାଣ୍ଡୀକୁ ପଦଯାତ୍ରା ସହ ଆରମ୍ଭ ହେଇଥିଲା | ଏହା ପରାଧୀନ ଭାରତରେ ବ୍ରିଟିଶ୍ ସରକାରଙ୍କ ଲବଣ ବ୍ୟବସାୟରେ ଏକଚାଟିଆ ଆଧିପତ୍ୟ ଓ ଲବଣ ଉପରେ ଅତ୍ୟଧିକ ଟିକସ ବିପକ୍ଷରେ ଏକ ଶକ୍ତିଶାଳୀ ଅହିଂସାପୂର୍ଣ ଆନ୍ଦୋଳନ ଥିଲା |ମୋହନଦାସ କରମଚାନ୍ଦ ଗାନ୍ଧୀ (ମହାତ୍ମା ଗାନ୍ଧୀ) ଏହି ଆନ୍ଦୋଳନର ଆରମ୍ଭ କରି ମାର୍ଚ୍ଚ୧୨ ତାରିଖ ସକାଳ ୬:୩୦ରେ ୭୮ ଜଣ ଅନୁଗାମୀଙ୍କ ସହ ପ୍ରାୟ ୨୪୧ ମାଇଲ୍ (୩୯୦ କି.ମି.) ଦୂରରେ ଅବସ୍ଥିତ ଦାଣ୍ଡୀକୁ ଯାତ୍ରା ଆରମ୍ଭ କରିଥିଲେ | ୨୪ ଦିନ ଧରି ଚାଲିଥିବା ଏହି ପଦଯାତ୍ରାରେ କ୍ରମେ ସହସ୍ରାଧିକ ଦେଶବାସୀ ଗାନ୍ଧିଜୀଙ୍କ ସହ ଯୋଗ ଦେଇଥିଲେ |
ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ଏକ ଜନପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ ଓ ଏହା ଦକ୍ଷିଣ ଏସିଆରେ ପାଳନ କରାଯାଏ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ ଭାଇ, ତା'ର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ ।ଏହି ପର୍ବ ଶ୍ରାବଣ ମାସର ପୂର୍ଣ୍ଣମୀ ଦିନ ପାଳନ କରାଯାଇଥାଏ । ତେବେ ଅନ୍ୟ ରାଜ୍ୟମାନଙ୍କରେ ଏହି ଶ୍ରାବଣ ପୂର୍ଣ୍ଣିମାର ପର୍ବ ଭିନ୍ନ ରୀତିରେ ପାଳିତ ହେଇଆସୁଛି । ଗୁଜରାଟ, ମହାରାଷ୍ଟ୍ର, ଗୋଆ, କର୍ଣ୍ଣାଟକ ଆଦି ସ୍ଥାନରେ ଶ୍ରାବଣ ପୂର୍ଣ୍ଣିମା ନାରିକେଳ ପୂର୍ଣ୍ଣିମା ଭାବେ ପାଳିତ ହେଇଥାଏ । ଏହି ଦିନ ସମୂଦ୍ର ଦେବତା ବରୁଣଙ୍କୁ ନାରିକେଳ ବା ନଡ଼ିଆ ପ୍ରଦାନ କରାଯାଏ । ଉପକୂଳବର୍ତ୍ତୀ ଅଞ୍ଚଳ, ବିଶେଷ କରି ଯେଉଁମାନେ ନିଜର ଗୁଜରାଣ ମେଣ୍ଟାଇବା ପାଇଁ ସମୁଦ୍ର ଉପରେ ନିର୍ଭର କରିଥାନ୍ତି ସେମାଙ୍କ ପାଇଁ ଏହି ପର୍ବ ଯଥେଷ୍ଟ ମହତ୍ତ୍ୱ ରଖେ । ଗୁଜରାଟରେ ଏହି ଦିନ ପବିତ୍ରୋପନ ମଧ୍ୟ ପାଳିତ ହୋଇଥାଏ । ଶ୍ରାବଣର ପ୍ରତି ସୋମବାର ଶିବ ମନ୍ଦିରରେ ଜଳଲାଗି ସହ ପୂର୍ଣ୍ଣମୀରେ ଏହି ପର୍ବ ବହୁତ ଆଡ଼ମ୍ବର ସହିତ ପାଳିତ ହେଇଥାଏ । ଉତ୍ତର ଭାରତରେ ଏହି ପର୍ବ କାଜରି ପୂର୍ଣ୍ଣିମା ଭାବେ ଜଣାଶୁଣା । ଭଲ ଫସଲ ଉତ୍ପାଦନ ପାଇଁ ଏହି ଦିନ ଦେବୀଙ୍କୁ ପୂଜା କରାଯାଇଥାଏ । ତେବେ ଏହା ସବୁ ସ୍ଥାନରେ ନୁହେଁ, ସ୍ଥାନୀୟ ଭାବେ ପାଳିତ ହୋଇଥାଏ । ଉତ୍ତର ପ୍ରଦେଶ, ମଧ୍ୟ ପ୍ରଦେଶ ଓ ଛତିଶଗଡ଼ର କେତେକ ସ୍ଥାନରେ ଏହା ପାଳିତ ହେଇଥାଏ । ତେବେ ଦକ୍ଷିଣ ଭାରତରେ ଏହି ତିଥିକୁ ଅବନୀ ଅୱିଟ୍ଟମ୍ ପାଳନ କରାଯାଇଥାଏ । ଏହାକୁ ଓଡ଼ିଶାର ବ୍ରାହ୍ମଣଶାସନରେ ଶ୍ରାବଣୀ ବେଦଉପାକର୍ମ ମଧ୍ୟ କୁହାଯାଏ । ବ୍ରାହ୍ମଣମାନେ ଏହିଦିନ ପବିତ୍ର ବୁଡ଼ ପକାଇ ଶ୍ଲୋକ ଉଚ୍ଚାରଣ ସହ ଯଜ୍ଞୋପବୀତ ଧାରଣ କରିଥାନ୍ତି ।[୧] ବ୍ରାହ୍ମଣଙ୍କଦ୍ୱାରା କରାଯାଉଥିବା ଉତ୍ସବକୁ ବ୍ରହ୍ମୟଜ୍ଞ ମଧ୍ୟ କୁହାଯାଏ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଉତ୍କଳମଣି ଗୋପବନ୍ଧୁ ଦାସଙ୍କଦ୍ୱାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଗୁପ୍ତବୃନ୍ଦାବନ ନାମରେ କଥିତ ଛୁରିଅନା ବକୁଳବନରୁ ଗୋପବନ୍ଧୁ ଦାସଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ସମାଜ ଏକ ସଙ୍ଗେ କଟକ, ବାଲେଶ୍ୱର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ୱର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ୱାରା ପରିଚାଳିତ ହେଉଛି । ସୁଶାନ୍ତ କୁମାର ମହାନ୍ତି ଏବେ ସମାଜର କାର୍ଯ୍ୟକାରୀ ସମ୍ପାଦକ ଏବଂ ନିରଞ୍ଜନ ରଥ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
୧୮୧୭ ମସିହାରେ ଇଂରେଜ ସରକାର ବିରୁଦ୍ଧରେ ଓଡ଼ିଶାରେ ପ୍ରଥମ ବିଦ୍ରୋହ ହୋଇଥିଲା , ଯାହାର ନାମ ପାଇକ ବିଦ୍ରୋହ ବା ଖୋର୍ଦ୍ଧା ବିଦ୍ରୋହ । ଏହାକୁ ପାଇକ ବିଦ୍ରୋହ କୁହାଯାଉଥିଲେହେଁ ପ୍ରକୃତରେ ଏହା ଥିଲା ଭାରତର ପହିଲି ସ୍ୱାଧୀନତା ଲଢ଼େଇ । ଏହାର ନେତୃତ୍ୱ ନେଇଥିଲେ ସଂଗ୍ରାମ ବୀର ବକ୍ସି ଜଗବନ୍ଧୁ ବିଦ୍ୟାଧର ମହାପାତ୍ର ଭ୍ରମରବର ରାୟ । ନିଜର ଯୋଗ୍ୟତା ବଳରେ ସେ ଖୋର୍ଦ୍ଧା ରାଜାଙ୍କର ସେନାପତି ହୋଇପାରିଥିଲେ । ପାଇକ ସର୍ଦାରମାନଙ୍କର ସମ୍ମିଳିତ ସହଯୋଗରେ ୧୮୧୭ ମସିହାରେ ସେ ପାଇକ ବିଦ୍ରୋହର ନେତୃତ୍ୱ ନେଇଥିଲେ । ଇଂରେଜମାନଙ୍କର କଠୋର ଦମନ ନୀତି ସତ୍ତ୍ୱେ ବକ୍ସିଙ୍କ ବୀରତ୍ୱ ଓ ପାଇକମାନଙ୍କର ମିଳିତ ସଂଘର୍ଷ ଯୋଗୁଁ ବିଦ୍ରୋହ ଦମନ କରିବା ସହଜ ହୋଇନଥିଲା । ଦୀର୍ଘଦିନ ଧରି ସଂଗ୍ରାମ ଚାଲୁ ରଖିବାପରେ ଅନେକ ପାଇକ ସର୍ଦାର ଧରାପଡ଼ି ଦ୍ୱୀପାନ୍ତର ଦଣ୍ଡ ଭୋଗିଥିଲେ । ବହୁଦିନ ଜଙ୍ଗଲରେ ଲୁଚି ସଂର୍ଘଷ କରିବା ପରେ ବକ୍ସି ନିଜେ ଆତ୍ମ ସମର୍ପଣ କରିଥିଲେ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ରତ୍ନାକର ଚଇନି( ୨୫ ଅଗଷ୍ଟ ୧୯୪୫ - ୧୮ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ନାଟ୍ୟକାର, ଗାଳ୍ପିକ ଓ ଔପନ୍ୟାସିକ ଓ ସମାଲୋଚକ ଥିଲେ । ଲେଖନୀ ଚାଳନା ସହ ଜଣେ ସାହିତ୍ୟ ସଂଗଠକ ଓ ଶିକ୍ଷାବିତ ଭାବେ ସେ ନିଜକୁ ପ୍ରତିଷ୍ଠିତ କରିଥିଲେ । ୨୦୧୦ ମସିହାରେ ସଂସ୍କାର ଭାରତୀ ଓ ଉତ୍କଳ ସାହିତ୍ୟ ସମାଜର ଅଧ୍ୟକ୍ଷ କାର୍ଯ୍ୟ ତୁଲାଇଥିଲେ । ତାଙ୍କର ଏଯାବତ ୧୧୧ ଖଣ୍ଡ ପୁସ୍ତକ ପ୍ରକାଶ ପାଇସାରିଛି ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବିମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
'ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ବା କୃଷ୍ଣ ଜନ୍ମାଷ୍ଟମୀ,kṛṣṇa janmāṣṭami), କୃଷ୍ଣାଷ୍ଟମୀ, ସାତମ୍ ଆଠମ୍, ଗୋକୁଳାଷ୍ଟମୀ, ଅଷ୍ଟମୀ ରୋହିଣୀ, ଶ୍ରୀକୃଷ୍ଣ ଜୟନ୍ତୀ, ଶ୍ରୀ ଜୟନ୍ତୀ ବା କେବଳ ଜନ୍ମାଷ୍ଟମୀ ନାମରେ ମଧ୍ୟ ଜଣାଶୁଣା । ବିଷ୍ଣୁଙ୍କର ଅବତାରୀ ପୁରୁଷ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମଦିନକୁ ହିନ୍ଦୁମାନେ ଜନ୍ମାଷ୍ଟମୀ ରୂପେ ପାଳନ କରିଥାନ୍ତି । ଏହା ହିନ୍ଦୁ ପଞ୍ଜିକା ଅନୁସାରେ ଭାଦ୍ରବ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ପାଳନ କରାଯାଏ । ଏଇ ଦିନ ଲଗ୍ନରେ ରୋହିଣୀ ନକ୍ଷତ୍ର ରହିଥାନ୍ତି । ଏହା ଗ୍ରେଗୋରିଆନ (ଇଂରାଜୀ) କ୍ୟାଲେଣ୍ଡରରେ ସର୍ବଦା ଅଗଷ୍ଟ ୧୫ରୁ ସେପ୍ଟେମ୍ବର ୧୫ ଭିତରେ ହିଁ ଆସିଥାଏ । ଉତ୍ତର ଭାରତ ଓ ଦକ୍ଷିଣ ଭାରତରେ ଗଣନା ପଦ୍ଧତିର ବୈଷମ୍ୟ ଯୋଗୁଁ ଏହାର ପାଳନ ଗୋଟିଏ ଦିନ ଆଗପଛ ହୋଇଥାଏ । ଯେପରିକି ୨୦୧୧ ମସିହାରେ ଉତ୍ତର ଭାରତରେ ଏହା ୨୨ ଅଗଷ୍ଟରେ ପାଳନ କରାଯାଇଥିଲେ ମଧ୍ୟ ଦକ୍ଷିଣ ଭାରତରେ (କେରଳାଦି ରାଜ୍ୟରେ) ୨୧ ଅଗଷ୍ଟରେ ପାଳିତ ହୋଇଥିଲା । ଭାଦ୍ର କୃଷ୍ଣାଷ୍ଟମୀ ଅର୍ଦ୍ଧରାତ୍ର ସମୟରେ ଜନ୍ମାଷ୍ଟମୀ ହିନ୍ଦୁ ଜଗତରେ ପାଳିତ ହୋଇଥାଏ । କିନ୍ତୁ ବିଷ୍ଣୁ ପୁରାଣରେ କୃଷ୍ଣଙ୍କର ଜନ୍ମ ଶ୍ରାବଣମାସ କୃଷ୍ଣ ଅଷ୍ଟମୀରେ ହୋଇଥିବାର ଉଲ୍ଲେଖ ରହିଛି । ମୁଖ୍ୟଚାନ୍ଦ୍ରମାସ ଓ ଗୌଣ ଚାନ୍ଦ୍ରମାସ ଗଣନା ଏ ପ୍ରଭେଦର କାରଣ ବୋଲି ଅନୁମେୟ । ଶ୍ରୀକୃଷ୍ଣ ମାନବ ସମାଜକୁ କର୍ମଯୋଗର ଶିକ୍ଷା ଦେଇଛନ୍ତି । ଶ୍ରୀମଦ୍ଭଗବଦଗୀତାରେ କର୍ମ ଅନୁସାରେ ଫଳ ମିଳିବ ବୋଲି ସେ ଉଲ୍ଲେଖ କରିଛନ୍ତି। ତେଣୁ ଜନ୍ମାଷ୍ଟମୀର ପାଳନ ଅବସରରେ ଜଣେ ପ୍ରକୃତ କର୍ମଯୋଗୀ ହେବାପାଇଁ ଶପଥ ନିଆଯାଏ। ଫଳର ଆଶା ନ ରଖି ବିଶ୍ୱର ସେବା କରିବା ହେଉଛି ପ୍ରକୃତ କର୍ମଯୋଗ । ଗୀତାରେ ଶ୍ରୀକୃଷ୍ଣଙ୍କ ପ୍ରଦର୍ଶିତ ପଥ ଅନୁସରଣ କରି ଯେ କେହି ସ୍ଥିତପ୍ରଜ୍ଞ ହୋଇପାରେ । ମହାପୁରୁଷମାନେ ଦେଖାଇଦେଇଥିବା ପଥରେ ଯାଇ ଇତରଲୋକେ ସୁଖ, ଶାନ୍ତି ଓ ସମୃଦ୍ଧିକୁ ସହଜରେ ହାସଲ କରିପାରିବେ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଶାନ୍ତନୁ ଆଚାର୍ଯ୍ୟ (ଜନ୍ମ: ୧୫ ମଇ ୧୯୩୩) ଜଣେ ଓଡ଼ିଆ ଗାଳ୍ପିକ, ଔପନ୍ୟାସିକ ଓ ଶିଶୁ ସାହିତ୍ୟିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ । ଶାନ୍ତନୁ ପ୍ରଥମେ ସମ୍ବଲପୁରର ଓରିଏଣ୍ଟ କାଗଜ କଳରେ କେମିଷ୍ଟ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହେବା ପରେ ୧୯୫୮ ମସିହା ଜାନୁଆରୀ ୩ତାରିଖରେ ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ, ପାରଳାଖେମୁଣ୍ଡିର ରସାୟନ ବିଭାଗରେ ଅଧ୍ୟାପକ ଭାବେ ଯୋଗ ଦେଇଥିଲେ । ତା'ଙ୍କ ସହ ସେହି ଦିନ ମହାପାତ୍ର ନୀଳମଣି ସାହୁ ମଧ୍ୟ ଓଡ଼ିଆ ବିଭାଗର ଅଧ୍ୟାପକ ଭାବେ ସେହି ମହାବିଦ୍ୟାଳୟରେ କାର୍ଯ୍ୟାରମ୍ଭ କରିଥିଲେ ।
'ଗୋ' ଶବ୍ଦର ଅନେକ ଅର୍ଥ ଅଛି । ଯଥା- ଗୋବଂଶ, ପୃଥିବୀ, ଦିଗ,ବାଣୀ, ଇନ୍ଦ୍ରିୟ, ଦୃଷ୍ଟି, କିରଣ, ଜଳ, ଚନ୍ଦ୍ର ଓ ଆହୁରି ଅନେକ । ସୃଷ୍ଟିର ସବୁଠାରୁ ଉପକାରୀ ପ୍ରାଣୀ ଗୋମାତା । ଦ୍ୱାପର ଯୁଗରେ ସ୍ୱୟଂ ଭଗବାନ୍ କୃଷ୍ଣ ଗୋପାଳ ଭାବରେ ଅବତାର ନେଇ ଗୋ-ମହିମାକୁ ପ୍ରଚାର କରିଛନ୍ତି । ଭାରତୀୟ ଧର୍ମ ଶାସ୍ତ୍ରରେ ଗୋ-ମହିମା ଓ ଉପାସନାର ବର୍ଣ୍ଣନା ଅନେକ । ବୈଦିକ କାଳରୁ ଋଷି, ମୁନିଙ୍କଠାରୁ ଆରମ୍ଭ କରି ସାଧାରଣ ଲୋକଙ୍କ ପର୍ଯ୍ୟନ୍ତ ସଭିଏ ନିଜର ଭରଣ ପୋଷଣ ନିମନ୍ତେ ମୁଖ୍ୟତଃ କୃଷି ଓ ଗୋ-ପାଳନ ଉପରେ ନିର୍ଭର କରୁଥିଲେ । ଗାଈ ଠାରୁ ଦୁଗ୍ଧ ଆଦି ପଞ୍ଚଗବ୍ୟ(କ୍ଷୀର, ଘିଅ, ଦହି, ଗୋବର ଓ ଗୋମୂତ୍ର) ମିଳୁଥିବା ବେଳେ ବଳଦ ଚାଷ ଓ ପରିବହନରେ ସାହାଯ୍ୟ କରିଥାଏ । ତେଣୁ ଗୋଜାତିକୁ ଗୋସମ୍ପଦ ବୋଲି କୁହାଯାଏ ।