ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
'ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ବା କୃଷ୍ଣ ଜନ୍ମାଷ୍ଟମୀ,kṛṣṇa janmāṣṭami), କୃଷ୍ଣାଷ୍ଟମୀ, ସାତମ୍ ଆଠମ୍, ଗୋକୁଳାଷ୍ଟମୀ, ଅଷ୍ଟମୀ ରୋହିଣୀ, ଶ୍ରୀକୃଷ୍ଣ ଜୟନ୍ତୀ, ଶ୍ରୀ ଜୟନ୍ତୀ ବା କେବଳ ଜନ୍ମାଷ୍ଟମୀ ନାମରେ ମଧ୍ୟ ଜଣାଶୁଣା । ବିଷ୍ଣୁଙ୍କର ଅବତାରୀ ପୁରୁଷ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମଦିନକୁ ହିନ୍ଦୁମାନେ ଜନ୍ମାଷ୍ଟମୀ ରୂପେ ପାଳନ କରିଥାନ୍ତି । ଏହା ହିନ୍ଦୁ ପଞ୍ଜିକା ଅନୁସାରେ ଭାଦ୍ରବ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ପାଳନ କରାଯାଏ । ଏଇ ଦିନ ଲଗ୍ନରେ ରୋହିଣୀ ନକ୍ଷତ୍ର ରହିଥାନ୍ତି । ଏହା ଗ୍ରେଗୋରିଆନ (ଇଂରାଜୀ) କ୍ୟାଲେଣ୍ଡରରେ ସର୍ବଦା ଅଗଷ୍ଟ ୧୫ରୁ ସେପ୍ଟେମ୍ବର ୧୫ ଭିତରେ ହିଁ ଆସିଥାଏ । ଉତ୍ତର ଭାରତ ଓ ଦକ୍ଷିଣ ଭାରତରେ ଗଣନା ପଦ୍ଧତିର ବୈଷମ୍ୟ ଯୋଗୁଁ ଏହାର ପାଳନ ଗୋଟିଏ ଦିନ ଆଗପଛ ହୋଇଥାଏ । ଯେପରିକି ୨୦୧୧ ମସିହାରେ ଉତ୍ତର ଭାରତରେ ଏହା ୨୨ ଅଗଷ୍ଟରେ ପାଳନ କରାଯାଇଥିଲେ ମଧ୍ୟ ଦକ୍ଷିଣ ଭାରତରେ (କେରଳାଦି ରାଜ୍ୟରେ) ୨୧ ଅଗଷ୍ଟରେ ପାଳିତ ହୋଇଥିଲା । ଭାଦ୍ର କୃଷ୍ଣାଷ୍ଟମୀ ଅର୍ଦ୍ଧରାତ୍ର ସମୟରେ ଜନ୍ମାଷ୍ଟମୀ ହିନ୍ଦୁ ଜଗତରେ ପାଳିତ ହୋଇଥାଏ । କିନ୍ତୁ ବିଷ୍ଣୁ ପୁରାଣରେ କୃଷ୍ଣଙ୍କର ଜନ୍ମ ଶ୍ରାବଣମାସ କୃଷ୍ଣ ଅଷ୍ଟମୀରେ ହୋଇଥିବାର ଉଲ୍ଲେଖ ରହିଛି । ମୁଖ୍ୟଚାନ୍ଦ୍ରମାସ ଓ ଗୌଣ ଚାନ୍ଦ୍ରମାସ ଗଣନା ଏ ପ୍ରଭେଦର କାରଣ ବୋଲି ଅନୁମେୟ । ଶ୍ରୀକୃଷ୍ଣ ମାନବ ସମାଜକୁ କର୍ମଯୋଗର ଶିକ୍ଷା ଦେଇଛନ୍ତି । ଶ୍ରୀମଦ୍ଭଗବଦଗୀତାରେ କର୍ମ ଅନୁସାରେ ଫଳ ମିଳିବ ବୋଲି ସେ ଉଲ୍ଲେଖ କରିଛନ୍ତି। ତେଣୁ ଜନ୍ମାଷ୍ଟମୀର ପାଳନ ଅବସରରେ ଜଣେ ପ୍ରକୃତ କର୍ମଯୋଗୀ ହେବାପାଇଁ ଶପଥ ନିଆଯାଏ। ଫଳର ଆଶା ନ ରଖି ବିଶ୍ୱର ସେବା କରିବା ହେଉଛି ପ୍ରକୃତ କର୍ମଯୋଗ । ଗୀତାରେ ଶ୍ରୀକୃଷ୍ଣଙ୍କ ପ୍ରଦର୍ଶିତ ପଥ ଅନୁସରଣ କରି ଯେ କେହି ସ୍ଥିତପ୍ରଜ୍ଞ ହୋଇପାରେ । ମହାପୁରୁଷମାନେ ଦେଖାଇଦେଇଥିବା ପଥରେ ଯାଇ ଇତରଲୋକେ ସୁଖ, ଶାନ୍ତି ଓ ସମୃଦ୍ଧିକୁ ସହଜରେ ହାସଲ କରିପାରିବେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଶ୍ରୀନିବାସ ରାମାନୁଜନ (pronunciation ) (୨୨ ଡିସେମ୍ବର ୧୮୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ 'ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରାଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
କୃଷ୍ଣ ହିନ୍ଦୁ ଦେବତା ଓ ଭଗବାନ ବିଷ୍ଣୁଙ୍କ ଅବତାର। କୃଷ୍ଣ ଅନ୍ୟ ହିନ୍ଦୁ ଦେବାଦେବୀଙ୍କଠାରୁ ଅଧିକ ଆଦରଣୀୟ ଏବଂ ଲୋକପ୍ରିୟ ଦେବତା ମଧ୍ୟରେ ଅନ୍ୟତମ। ଅବତାର ଅର୍ଥ ଅବତୀର୍ଣ୍ଣ ହେବା,ଭକ୍ତମାନଙ୍କୁ ଦିବ୍ୟାନନ୍ଦ ପ୍ରଦାନ ନିମିତ୍ତ ଓ ଭଗବତ ଧର୍ମ ଠିକ ସ୍ଥାନରେ ଲାଗି ଦେବକୀଙ୍କ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ଶଙ୍ଖ,ଚକ୍ର,ଗଦା,ପଦ୍ମଧାରୀ ସ୍ୱରୂପରେ ମାତାପିତାଙ୍କୁ ଦର୍ଶନ ଦେଇଥିଲେ। ବାଳକ ରୂପରେ ଲୀଳା ଛଳରେ ଦୈତ୍ୟମାନଙ୍କୁ ସ୍ୱଧାମକୁ ପଠେଇ ପୃଥିବୀର ପାପ ଭାର ଲାଘବ କରିଥିଲେ। ବ୍ରହ୍ମା,ଶଙ୍କର ସନକାଦି ମୂନିଋଷିଙ୍କର ପୂଜ୍ୟ ହୋଇମଧ୍ୟ ସାଧାରଣ ବାଳକ ପରି ଲୀଳା କରୁଥିଲେ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଦ୍ରୌପଦୀ ମୁର୍ମୁ (ଜନ୍ମ: ୨୦ ଜୁନ ୧୯୫୮) ଜଣେ ଭାରତୀୟ ରାଜନୀତିଜ୍ଞା ଓ ଭାରତର ୧୫ତମ ତଥା ବର୍ତ୍ତମାନର ରାଷ୍ଟ୍ରପତି । ଭାରତର ରାଷ୍ଟ୍ରପତି ହେବାରେ ସେ ପ୍ରଥମ ଆଦିବାସୀ । ସେ ଭାରତୀୟ ଜନତା ପାର୍ଟିର ଦଳୀୟ ପ୍ରାର୍ଥୀ ଭାବେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରୁ ଦୁଇଥର (୨୦୦୦ ଏବଂ ୨୦୦୪ରେ) ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ଝାଡ଼ଖଣ୍ଡର ରାଜ୍ୟପାଳ (୨୦୧୫-୨୦୨୧) ଭାବରେ କାର୍ଯ୍ୟ କରିଥିଲେ । ବିଜୁ ଜନତା ଦଳ ଏବଂ ଭାରତୀୟ ଜନତା ପାର୍ଟିର ସଂଯୁକ୍ତ ଶାସନ ବେଳେ ସେ ବାଣିଜ୍ୟ ଏବଂ ଗମନାଗମନ ବିଭାଗର ସ୍ୱାଧୀନ ମନ୍ତ୍ରୀ ଭାବେ ୨୦୦୦ ମାର୍ଚ୍ଚ ୬ରୁ ୨୦୦୨ ଅଗଷ୍ଟ ୬ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ ଏବଂ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗରେ ମନ୍ତ୍ରୀ ଭାବେ ୨୦୦୨ ଅଗଷ୍ଟ ୬ରୁ ୨୦୦୪ ମଇ ୧୬ ପର୍ଯ୍ୟନ୍ତ କାର୍ଯ୍ୟକରିଥିଲେ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭା ଦ୍ବାରା ନିର୍ମିତ) । ଏହା ଲୋକଙ୍କ ଦ୍ବାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ
ଭାରତ ଏକ ସଂଗଠିତ ଗଣରାଜ୍ୟ ଏହା ଅଠେଇସିଟି ରାଜ୍ୟ ଓ ଆଠଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭାଜିତ ହୋଇଛି । ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପୁନର୍ବାର ଜିଲ୍ଲା ଆଦିରେ ଉପବିଭାଜିତ ହୋଇଛନ୍ତି । .
ବିଖ୍ୟାତ ଜର୍ମାନ ଗଣିତଜ୍ଞ । ସେଟ୍ ତତ୍ୱର ଉଦ୍ଭାବକ ଭାବେ ପ୍ରସିଦ୍ଧ । ଜୀବନୀ-1970 ଦଶକ ପର୍ଯ୍ୟନ୍ତ, କ୍ୟାଣ୍ଟର ଉପରେ ମୁଖ୍ୟ ଏକାଡେମିକ୍ ପ୍ରକାଶନଗୁଡ଼ିକ ଆର୍ଥର୍ ମୋରିଜ୍ ଶୋନ୍ଫ୍ଲାଇସ୍ (1927)ଙ୍କଦ୍ୱାରା କ୍ଷୁଦ୍ର ମନୋଗ୍ରାଫ୍ ଥିଲା - ମୁଖ୍ୟତ M ମିଟାଗ୍-ଲେଫଲର - ଏବଂ ଫ୍ରେଙ୍କେଲ (1930) ସହିତ ଚିଠି | ଉଭୟ ଦ୍ୱିତୀୟ ଏବଂ ତୃତୀୟ ହାତରେ ଥିଲେ; କିମ୍ବା ତାଙ୍କ ବ୍ୟକ୍ତିଗତ ଜୀବନରେ ଅଧିକ କିଛି ନଥିଲା | ଏହି ଫାଙ୍କଟି ମୁଖ୍ୟତ Eric ଏରିକ୍ ମନ୍ଦିର ବେଲର ମେନ ଅଫ୍ ଗଣିତ (1937)ଦ୍ୱାରା ପୂର୍ଣ୍ଣ ହୋଇଥିଲା, ଯାହା କାଣ୍ଟୋରଙ୍କ ଆଧୁନିକ ଜୀବନୀ ମଧ୍ୟରୁ ଜଣେ “ବୋଧହୁଏ ଗଣିତ ଇତିହାସରେ ବହୁଳ ଭାବରେ ପଢ଼ାଯାଇଥିବା ଆଧୁନିକ ପୁସ୍ତକ” ଭାବରେ ବର୍ଣ୍ଣନା କରିଥିଲେ; ଏବଂ "ସବୁଠାରୁ ଖରାପ" ଭାବରେ | ବେଲ ତାଙ୍କ ପିତାଙ୍କ ସହ ଓଡିପାଲ ଭାବରେ କ୍ୟାଣ୍ଟରଙ୍କ ସମ୍ପର୍କ, କ୍ରୋନେକରଙ୍କ ସହିତ ଦୁଇ ଯିହୁଦୀଙ୍କ ମଧ୍ୟରେ rel ଗଡ଼ା ଏବଂ କ୍ୟାଣ୍ଟରଙ୍କ ପାଗଳତା ତାଙ୍କ ଗଣିତ ପାଇଁ ଗ୍ରହଣ କରିବାରେ ବିଫଳ ହେବା କାରଣରୁ ରୋମାଣ୍ଟିକ ନିରାଶା ଭାବରେ ଉପସ୍ଥାପନ କରିଥିଲେ | ଗ୍ରେଟାନ୍-ଗିନିଜ୍ (1971) ଜାଣିବାକୁ ପାଇଲେ ଯେ ଏହି ଦାବିଗୁଡିକ ମଧ୍ୟରୁ କ true ଣସିଟି ସତ୍ୟ ନୁହେଁ, କିନ୍ତୁ ଅନ୍ୟ କ nar ଣସି କାହାଣୀର ଅନୁପସ୍ଥିତି ହେତୁ ସେଗୁଡିକ ମଧ୍ୟବର୍ତ୍ତୀ ସମୟର ଅନେକ ପୁସ୍ତକରେ ମିଳିପାରେ | ବେଲଠାରୁ ସ୍ୱାଧୀନ କିମ୍ବଦନ୍ତୀ ଅଛି - ଯେଉଁଥିରେ କ୍ୟାଣ୍ଟରଙ୍କ ପିତାଙ୍କୁ ଏକ ପ୍ରତିଷ୍ଠାତା ବୋଲି କୁହାଯାଏ, ଅଜ୍ଞାତ ପିତାମାତାଙ୍କଦ୍ୱାରା ପିଟର୍ସବର୍ଗକୁ ପଠାଯାଇଥିଲା | ଜୋସେଫ ଡାଉବେନଙ୍କ ଜୀବନୀରେ ବେଲଙ୍କ ପୁସ୍ତକର ଏକ ସମାଲୋଚନା ରହିଛି। ଡାବନ୍ ଲେଖିଛନ୍ତି: କ୍ୟାଣ୍ଟର ତାଙ୍କର କେତେକ ଭିଟୁପେରେଟିଭ୍ ଚିଠି, ଏବଂ ବିଟ୍ରାଜ୍ର ଏକ ଅଂଶକୁ ଉତ୍ସର୍ଗ କରିଥିଲେ, ଯାହା ଥୋମା, ଡୁ ବୋଇସ୍ ରେମଣ୍ଡଙ୍କ କାର୍ଯ୍ୟ ମାଧ୍ୟମରେ ଜର୍ମାନୀରୁ ବ୍ୟାପିଥିବା 'ଗଣିତର ଅସୀମ କଲେରା ବ୍ୟାକିଲସ୍' ଭାବରେ ସେ ବର୍ଣ୍ଣନା କରିଥିଲେ। ଏବଂ ଷ୍ଟୋଲଜ୍, ଇଟାଲୀୟ ଗଣିତକୁ ସଂକ୍ରମିତ କରିବା ପାଇଁ ...
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
କୈଳାଶ ଚନ୍ଦ୍ର ମହାପାତ୍ର (୧୯୪୮ ଜନ୍ମ)
କୈଳାଶ ଚନ୍ଦ୍ର ମହାପାତ୍ର (୧୩ ମଇ ୧୯୪୮ - ୧୭ ସେପ୍ଟେମ୍ବର ୧୯୯୬) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ । ୧୯୮୦ ଓ ୧୯୯୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କାମାକ୍ଷାନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୮ମ ଓ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ସନ୍ଥକବି ଭୀମ ଭୋଇ (୧୮୫୦-୧୮୯୫) ଜଣେ ଓଡ଼ିଆ କବି ଓ ମହିମା ଧର୍ମର ପ୍ରଚାରକ ଥିଲେ । ତାଙ୍କର ରଚନା ଗୁଡ଼ିକରେ ମାନବ ଧର୍ମ, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରାଯାଇଅଛି । ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତାବଳୀ ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" କବିତା ଅନ୍ୟତମ । ତାଙ୍କ ସମସାମୟିକମାନଙ୍କ କବିତାସବୁ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବିଷୟରେ ହୋଇଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଓ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ପ୍ରଚଳନ ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନ ନିମନ୍ତେ ସେ ଶହଶହ ଛାନ୍ଦ, ଚଉପଦୀ ଓ ଚଉତିଶା ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ବହିଗୁଡ଼ିକ ମଧ୍ୟରେ "ସ୍ତୁତିଚିନ୍ତାମଣି", "ହଲିଆ ଗୀତ", "ଡାଲଖାଈ", "ରସରକେଲି", "ଜାଇଫୁଲ", "ବ୍ରହ୍ମ ନିରୂପଣ ଗୀତା", "ଆଦିଅନ୍ତ ଗୀତା", "ଅଷ୍ଟକ ବିହାରୀ ଗୀତା", "ନିର୍ବେଦ ସାଧନା", "ଶ୍ରୁତିନିଷେଧ ଗୀତା", "ମନୁସଭାମଣ୍ଡଳ", "ଗୃହଧର୍ମ" ଓ "ମହିମାବିନୋଦ" । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ସୁରକ୍ଷିତ । ତାଙ୍କ ରଚିତ ବହିଗୁଡ଼ିକ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ରାଧା (ହିନ୍ଦୀରେ राधा, ରୋମାନ ଲିପିରେ ଉଚ୍ଚାରଣଗତ ଦୃଷ୍ଟିରୁ ମୂଳ ସଂସ୍କୃତ ଶବ୍ଦ Rādhā), ଯିଏ ରାଧାରାଣୀ, ରାଧିକା, ରାଧୀକାରାଣୀ ବା ଶ୍ରୀମତୀ ରୂପେ ହିନ୍ଦୁଧର୍ମର ବୈଷ୍ଣବମାନଙ୍କଦ୍ୱାରା ପୂଜିତା, ବ୍ରହ୍ମ ବୈବର୍ତ ପୁରାଣ ଓ ଗୀତ ଗୋବିନ୍ଦ ଅନୁସାରେ ସିଏ ହେଉଛନ୍ତି ଶ୍ରୀକୃଷ୍ଣଙ୍କର ବାଳସଖି, ପ୍ରେମିକା। ରାଧା ପ୍ରାୟ ସର୍ବଦା କୃଷ୍ଣଙ୍କ ସହିତ ପୂଜିତା ହୋଇଥାନ୍ତି। ଗୌଡ଼ୀୟ ବୈଷ୍ଣବମାନଙ୍କ ମତରେ ସେ ହେଉଛନ୍ତି ଆଦିଶକ୍ତି। ନିମ୍ବାର୍କ ସମ୍ପ୍ରଦାୟର ବୈଷ୍ଣବମାନଙ୍କର ମଧ୍ୟ ମୂଖ୍ୟ ଆରାଧିତା ଦେବୀ ହେଉଛନ୍ତି ରାଧା। ନିମ୍ବାର୍କ ଋଷି, ଯିଏ ନିମ୍ବାର୍କ ସମ୍ପ୍ରଦାୟ ପ୍ରତିଷ୍ଠା କରିଥିଲେ, ତାଙ୍କ ମତରେ ରାଧା ଓ କୃଷ୍ଣଙ୍କର ମିଳିତ ସତ୍ତା ହେଉଛି ସତ୍ୟର ପ୍ରତୀକ। କୃଷ୍ଣଙ୍କ ସହିତ ରାଧାଙ୍କର ଅପ୍ରାକୃତ ପ୍ରେମର ବର୍ଣ୍ଣନା ବ୍ରହ୍ମ ବୈବର୍ତ ପୁରାଣ, ଗର୍ଗ ସଂହିତା ଓ ବୃହଦ୍ ଗୌତମୀୟ ତନ୍ତ୍ରରେ ଦେଖିବାକୁ ମିଳେ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ପ୍ରଫେସର ସତ୍ୟେନ୍ଦ୍ର ନାଥ ବୋଷ (ବଙ୍ଗଳା: সত্যেন্দ্র নাথ বসুcode: bn is deprecated ଶୋତ୍ତେନ୍ଦ୍ରୋନାଥ ବୋଶୂ ; ୧ ଜାନୁୟାରୀ ୧୮୯୪ – ୪ ଫେବୃୟାରି ୧୯୭୪) ଜଣେ ଭାରତୀୟ ପଦାର୍ଥ ବିଜ୍ଞାନୀ ଅଟନ୍ତି , ସେ ଗାଣିତିକ-ଭୌତିକ ଶସ୍ତ୍ରରେ ପାରଦର୍ଶୀ ଥିଲେ । ସେ ଇଂଲଣ୍ଡର ରୟାଲ ସୋସାଇଟୀର ଫେଲୋଶିପ (FRS) ପାଇଥିଲେ । ତାଙ୍କ ଜନ୍ମ କଲିକତାରେ ହୋଇଥିଲା । ବିଂଶ ଶତାବ୍ଦୀ ପ୍ରଥମାର୍ଦ୍ଧରେ (୧୯୨୦) ସେ କ୍ୱାଣ୍ଟମ ମେକନିକ୍ସ (Quantum mechanics) ପାଇଁ ଜଣାଶୁଣା ଥିଲେ , ଯାହାକି ବୋଷ-ଆଇନଷ୍ଟାଇନ ପରିସଂଖ୍ୟାନ ଓ ବୋଷ-ଆଇନଷ୍ଟାଇନ କନ୍ଡେନ୍ସେଟ୍ର ମୂଳ ତତ୍ତ୍ୱ ଥିଲା । ୧୯୫୪ରେ ସେ ଭରତ ସରକାରଙ୍କଦ୍ୱାରା ପଦ୍ମ ବିଭୂଷଣରେ ସମ୍ମାନିତ ହୋଇଥିଲେ ।
ହୀରାକୁଦ ନଦୀବନ୍ଧ, ମହାନଦୀ ତଟରେ ଅବସ୍ଥିତଥିବା ଓଡ଼ିଶାର ସବୁଠୁ ବଡ଼ ନଦୀବନ୍ଧ ଓ ଜଳ ପରିଯୋଜନା । ଏଠାରୁ ଜଳ ବିଦ୍ୟୁତ ଶକ୍ତି ଉତ୍ପାଦନ କରାଯାଇ ସାରା ଓଡ଼ିଶାକୁ ବିତରଣ କରାଯାଏ । ଏହା କୃଷି ଜଳସେଚନରେ ମଧ୍ୟ ସାହାଯ୍ୟ କରେ । ବନ୍ୟା ନିୟନ୍ତ୍ରଣ, ଜଳସେଚନ ଓ ବିଦ୍ୟୁତ ଉତ୍ପାଦନକୁ ଦୃଷ୍ଟିରେ ରଖି ହୀରାକୁଦ ବହୁମୁଖୀ ନଦୀବନ୍ଧ ଯୋଜନା ଭାରତ ସରକାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୧୯୫୭ରେ ସମ୍ପୂର୍ଣ୍ଣ ହୋଇଥିଲା । ଏହି ନଦୀବନ୍ଧ ଯୋଜନାରେ ସମୁଦାୟ ୮୪,୯୯୪ ବର୍ଗ କି.ମି. ଅଞ୍ଚଳରୁ ଜଳ ସଂଗୃହିତ ହେଉଥିବାବେଳେ ସେଥିରୁ ୬୭,୧୬୮ ବର୍ଗ କି.ମି.
ୟୁକ୍ଲିଡ୍ (; ପ୍ରାଚୀନ ଗ୍ରୀକ: Εὐκλείδηςcode: grc is deprecated Eukleidēs; ପ୍ରାୟ ଖ୍ରୀ.ପୂ ୩୨୫-ଖ୍ରୀ.ପୂ.୨୬୫) ଜଣେ ଗ୍ରୀକ୍ ଗଣିତଜ୍ଞ ଥିଲେ । ସେ ମିଶରର ଆଲେକ୍ଜାଣ୍ଡ୍ରିଆରେ ଥିଲେ ଓ ଆଲେକ୍ଜାଣ୍ଡ୍ରିଆ ପାଠାଗାରରେ କାମ କରୁଥିଲେ । ତାଙ୍କ ବିଷୟରେ କମ୍ ଜଣାଅଛି, କିନ୍ତୁ ବିଶ୍ୱାସ କରାଯାଏ ଯେ ସେ ଟଲେମି ୧ମ ଙ୍କର ସମସାମୟିକ । ତାଙ୍କର ଜନ୍ମସ୍ଥାନ ଓ ସମୟ ଜଣା ନାହିଁ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଜଗନ୍ନାଥ ମନ୍ଦିର (ବଡ଼଼଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼଼଼ଦେଉଳ ଏବଂ ବଡ଼଼଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଯଦୁମଣି ମହାପାତ୍ର (୮ ଜାନୁଆରୀ ୧୭୮୧ - ୨ ଜୁଲାଇ ୧୮୬୬)ନୟାଗଡ଼ ଜିଲ୍ଲାର ଇଟାମାଟି ଗାଁରେ ୧୭୮୩ ମସିହାରେ ଜନ୍ମିତ ଜଣେ କବି ଥିଲେ । ସେ ଉତ୍କଳଘଣ୍ଟ ଭାବରେ ଖ୍ୟାତ । ସେ ରାଘବ ବିଳାସ ଓ ପ୍ରବନ୍ଧ ପୂର୍ଣ୍ଣଚନ୍ଦ୍ର ନାମକ ଦୁଇଗୋଟି ବୃହତ୍ କାବ୍ୟ, ଅନେକ ଚଉପଦୀ ଓ କ୍ଷୁଦ୍ରଗୀତ ରଚନା କରିଛନ୍ତି । ଯଦୁମଣିଙ୍କ ରଚନା ରୀତିଯୁଗୀୟ ଶୈଳୀରେ ଲିଖିତ ଓ ଅତ୍ୟନ୍ତ ପାଣ୍ଡିତ୍ୟପୂର୍ଣ୍ଣ । ଏହା ଛଡ଼ା ନିଜର ହାସ୍ୟୋଦ୍ଦୀପକ ଛୋଟ ଛୋଟ ଗୀତ ଓ ଆଶୁକବିତ୍ୱ ଲାଗି ଯଦୁମଣି ଓଡ଼ିଶାର ପୁରପଲ୍ଲୀରେ ଭାରି ପ୍ରସିଦ୍ଧ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଭାରତୀୟ ସମ୍ବିଧାନ ଏକ ଗଣତାନ୍ତ୍ରିକ ସାଧାରଣତନ୍ତ୍ର ସ୍ଥାପନ କରିଛି ।ତେଣୁ ସାଧାରଣତନ୍ତ୍ରରେ ଏହାର ଅଧିକାରୀମାନଙ୍କ କାର୍ଯ୍ୟକାରିତା କେତେ ସ୍ୱଚ୍ଛ, ଦୁର୍ନୀତିମୁକ୍ତ, ସୀମିତ ସମ୍ବଳର ସର୍ବୋଚ୍ଚ ବିନିଯୋଗ କିପରି ହେଉଛି ,ଦୁର୍ନୀତିର ନିରାକରଣ ତଥା ସରକାର ଓ ଏହାର ପରିକରଣଗୁଡିକୁ ଶାସିତମାନଙ୍କ ନିକଟରେ ଉତ୍ତରଦାୟୀ କରିବା ପାଇଁ ସୂଚନା ଅଧିକାର ଆଇନ କାର୍ଯ୍ୟ କରୁଅଛି ।ଜୀବନ, ସ୍ୱତନ୍ତ୍ରତା ଓ ନିରାପତ୍ତାର ଅଧିକାର ହେଉଛି ସର୍ବାଧିକ ଗୁରୁତ୍ତ୍ୱପୂର୍ଣ୍ଣ ଅଧିକାର ଯାହାମଧ୍ୟରେ ଅନ୍ତର୍ଗତ ରହିଛି ସୂଚନା ଅଧିକାର ଭଳି ଅନ୍ୟ କେତକ ଅଧିକାର।ଏହା ଭାରତୀୟ ମୌଳିକ ଅଧିକାର ଅନ୍ତର୍ଗତ ୧୯ ଧାରାରେ ଦିଆଯାଇଥିବା ବଚ଼ନ ଓ ଅଭିବ୍ୟକ୍ତିର ସ୍ୱାଧୀନତାର ଅର୍ନ୍ତଭୁକ୍ତ । ଏହାଦ୍ୱାରା ଜନସାଧାରଣମାନେ କୌଣସି ବିଷୟରେ ମଧ୍ୟ ସୂଚନା ପାଇପାରିବେ ।ସରକାରୀ କର୍ତ୍ତୃପକ୍ଷ ନିୟନ୍ତ୍ରଣରେ ଥିବା ତଥ୍ୟ ସମୂହର ସୂଚନା ସଂଗ୍ରହ ପାଇଁ ନାଗରିକମାନଙ୍କର ଅଧିକାରକୁ ରୂପାୟନ କରାଇ ସେମାନଙ୍କୁ ସୂଚନା ପ୍ରଦାନ କରିବା ଏହି ଅଧିକାରର କାର୍ଯ୍ୟ ।ଏଥିପାଇଁ କେନ୍ଦ୍ର ସୂଚନା ଆୟୋଗ ଏବଂ ରାଜ୍ୟରେ ରାଜ୍ୟ ସୂଚନା ଆୟୋଗ ରହିବେ ।ଏଥିସହ ସଂପୃକ୍ତ ଆନୁସଙ୍ଗିକ ବିଷୟଗୁଡିକ ନିମନ୍ତେ ବ୍ୟବସ୍ଥା କରିବା ପାଇଁ ଏହି ଅଧିନିୟମ ରହିଛି ।
ନେଲସନ ରୋଲିହ୍ହଲ୍ଲା ମଣ୍ଡେଲା (୧୮ ଜୁଲାଇ ୧୯୧୮ - ୫ ଡିସେମ୍ବର ୨୦୧୩) ଦକ୍ଷିଣ ଆଫ୍ରିକାର ପୂର୍ବତନ ରାଷ୍ଟ୍ରମୁଖ୍ୟ (୧୯୯୪-୧୯୯୯) ଥିଲେ । ସେ ଦକ୍ଷିଣ ଆଫ୍ରିକାର ପ୍ରଥମ ଅଣ ଶ୍ୱେତାଙ୍ଗ ବା କୃଷ୍ଣକାୟ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିଲେ । ତାଙ୍କ ଶାସନକାଳ ମଧ୍ୟରେ ଅପାର୍ଥିଡ଼ ନୀତିର ପତନ ହୋଇଥିଲା ତଥା ଚାଲିଆସୁଥିବା ରଙ୍ଗଭେଦ, ଦାରିଦ୍ର୍ୟ, ସାମାଜିକ ଅସମାନତାକୁ ଦୂର କରିବାକୁ ବିଶେଷ ପ୍ରାଧାନ୍ୟ ଦିଆଯାଇଥିଲା । ରାଜନୈତିକ ଭାବେ ସେ ଗଣତାନ୍ତ୍ରିକ ସମାଜବାଦୀ ଚିନ୍ତାଧାରାରେ ବିଶ୍ୱାସ ରଖିଥିଲେ ଏବଂ ଆଫ୍ରିକୀୟ ଜାତୀୟ କଂଗ୍ରେସର ସଭାପତି ଭାବେ ୧୯୯୧ରୁ ୧୯୯୭ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ । ଅନ୍ତର୍ଜାତୀୟ ପଦବୀ ଭାବେ "ନନ-ଆଲାଇନଡ ମୁଭମେଣ୍ଟ"ର ସାଧାରଣ-ସଚିବ ଭାବେ ୧୯୯୮-୧୯୯୯ ପାଇଁ କାର୍ଯ୍ୟରତ ଥିଲେ । ଯୋସା ସଂପ୍ରଦାୟର ଥେମ୍ବୁ ରାଜପରିବାରରେ ଜନ୍ମ ଗ୍ରହଣ କରି ମଣ୍ଡେଲା ଫୋର୍ଟ ହାରେ ବିଶ୍ୱ ବିଦ୍ୟାଳୟ ଓ ୱିଟୱାଟର୍ସରାଣ୍ଡ ବିଶ୍ୱବିଦ୍ୟାଳୟରେ ଆଇନ ଶିକ୍ଷା କରିଥିଲେ । ଜୋହାନ୍ସବର୍ଗରେ ରହିବା ସମୟରେ ଔପନିବେଶ ବିରୋଧୀ ରାଜନୀତିରେ ଅଂଶଗ୍ରହଣ କରି ଆଫ୍ରିକୀୟ ଜାତୀୟ କଂଗ୍ରେସରେ ଯୋଗଦେଇଥିଲେ ଓ ଏହାର ଯୁବ ସଂଘର ପ୍ରତିଷ୍ଠାତା ସଭ୍ୟ ଥିଲେ । ୧୯୪୮ରେ ନ୍ୟାସନାଲ ପାର୍ଟିର "ଆଫ୍ରିକାନ" ଜାତୀୟତାବାଦୀ ମାନେ ସରକାର ଗଠନ କରି କ୍ଷମତାକୁ ଆସିବା ପରେ ଅପାର୍ଥିଡ଼କୁ ନୀତିକୁ ପ୍ରାଧାନ୍ୟ ଦେଇଥିଲେ, ଏବଂ ସେହି ସମୟରେ ମଣ୍ଡେଲା ଜାତୀୟ କଂଗ୍ରେସଦ୍ୱାରା ୧୯୫୨ରେ ହୋଇଥିବା ଅସହଯୋଗ ଆନ୍ଦୋଳନରେ ପ୍ରମୁଖ ଭୂମିକା ଗ୍ରହଣ କରି ଟ୍ରାନ୍ସଭାଲ କଂଗ୍ରେସର ସଭାପତି ନିର୍ବାଚିତ ହୋଇଥିଲେ ଏବଂ ୧୯୫୫ରେ "ପିପୁଲ ଅଫ କଂଗ୍ରେସ"କୁ ଉଦବୋଧନ ଦେଇଥିଲେ । ଜଣେ ଓକିଲ ଭାବେ କାର୍ଯ୍ୟ କରୁଥିବା ସମୟରେ ସନ୍ଦେହଜନକ କାର୍ଯ୍ୟକଳାପ ପାଇଁ ଓ ଜାତୀୟ କଂଗ୍ରେସ ନେତା ଭାବେ ୧୯୫୫ରୁ ୧୯୬୧ ଯାଏଁ ଦେଶଦ୍ରୋହ ପାଇଁ ଅଭିଯୁକ୍ତ ହୋଇଥିଲେ ମଧ୍ୟ ଶେଷରେ ନିର୍ଦ୍ଦୋଷ ସାବ୍ୟସ୍ତ ହୋଇଥିଲେ । ଯଦିଓ ଆନ୍ଦୋଳନ ଆରମ୍ଭରେ ସେ ଅହିଂସା ନୀତିରେ ବିଶ୍ୱାସ ରଖିଥିଲେ; କିନ୍ତୁ ସାଉଥ ଆଫ୍ରିକାନ କମ୍ୟୁନିଷ୍ଟ ପାର୍ଟି ସହ ମିଶି ୧୯୬୧ରେ "ଉମଖୋଂତ ୱେ ସିଜୱେ" ନାମରେ ଏକ ସଶସ୍ତ୍ର ବାହିନୀ ଗଠନ କରି, ସରକାର ବିରୁଦ୍ଧରେ ବହୁ ବୋମାମାଡ଼ର ନେତୃତ୍ୱ ନେଇଥିଲେ । ୧୯୬୨ ମସିହାରେ ଗଣସଂହାର ଓ ଅନ୍ତର୍ଘାତୀ କାର୍ଯ୍ୟପାଇଁ ଦୋଷୀ ସାବ୍ୟସ୍ତ ହୋଇ ରିଭିନିଆ ଶୁଣାଣୀରେ ଆଜୀବନ କାରାବାସ ପାଇଁ ଦଣ୍ଡ ପାଇଥିଲେ । ରଙ୍ଗଭେଦ ନୀତି ଓ ଅପାର୍ଥିଡ଼ ବିରୋଧରେ ଲଢ଼ି ସେ ନିଜ ଜୀବନକାଳର ୨୭ ବର୍ଷ କାଳ ରୋବେନ ଦ୍ୱୀପର କାରାଗାର, ପୋଲ୍ସମୁର କାରାଗାର ଓ ଭିକ୍ଟର ଭର୍ଷ୍ଟର କାରାଗାରରେ କଟାଇଥିଲେ । ତାଙ୍କୁ ମୁକ୍ତ କରିବା ପାଇଁ ଆନ୍ତର୍ଜାତିକ ଚାପ ବଢ଼ିବାରୁ ୧୯୯୦ରେ ଛାଡ଼ ପାଇଥିଲେ । ଜାତୀୟ କଂଗ୍ରେସର ସଭାପତି ଥିବା ସମୟରେ ମଣ୍ଡେଲା ନିଜର ଆତ୍ମଜୀବନୀ ପ୍ରକାଶ କରିଥିଲେ ଓ ତତକାଳୀନ ରାଷ୍ଟ୍ରପତି ଏଫ.ଡବଲ୍ୟୁ.
ଦହି ହାଣ୍ଡି ( ଦହି : କ୍ଷୀରରୁ ପ୍ରସ୍ତୁତ, ହାଣ୍ଡି : ମାଟିର ବାସନ ) ହିନ୍ଦୁ ମହୋତ୍ସବ ଜନ୍ମାଷ୍ଟମୀ ଉତ୍ସବରେ ଘଟଣା ଏବଂ ଏକ ଟିମ ଖେଳରୁ ଗୋଟିଏ ଅଟେ, ଦେଶର ଶୀର୍ଷରେ କୃଷ୍ଣ ଜନ୍ମାଷ୍ଟମୀ ରୂପେ ଜଣାଯାଇଥାଏ ଏବଂ କୃଷ୍ଣଙ୍କ ଜନ୍ମର ଉତ୍ସବ ମାନେଇଥାନ୍ତି ।କୃଷ୍ଣ ଜନ୍ମାଷ୍ଟମୀ ଦିନ ଦହି ହାଣ୍ଡିକୁ ସବୁ ବର୍ଷ ଅଗଷ୍ଟ/ସେପ୍ଟେମ୍ବର ମାସରେ ପାଳନ କରାଯାଏ । ଏଥିରେ ସମୁଦାୟ ଦହି, କିମ୍ବା ଅନ୍ୟ କ୍ଷୀରରେ ଭରି ହେଉଥିବା ମାଟିର ପାତ୍ରକୁ ସକ୍ଷମ ବିନମ୍ରତା , ଉଚ୍ଚ ପର୍ଯ୍ୟନ୍ତ ପହଞ୍ଚିବା ପାଇଁ (ସୁବିଧା ଜନକ ଭାବେ ହେଉ କିମ୍ବା କଷ୍ଟ ଭାବେ ହେଉ) ଟାଙ୍ଗି ଦିଆଯାଏ । ଯୁବକ ଏବଂ ପୁଅ ପିଲାମାନେ ଗ୍ରୁପ ବନେଇଥାନ୍ତି ,ଯେପରି ଏକ "ମାନବ ପିରାମିଡ" ପରି ଏବଂ ମାଟି ହାଣ୍ଡିକୁ ଭାଙ୍ଗିବାର ପ୍ରୟାସ କରିଥାନ୍ତି । ଯେତେବେଳେ ସେମାନେ ଦହି ହାଣ୍ଡିକୁ ଭାଙ୍ଗିବା ପାଇଁ ଚେଷ୍ଟା ଚଲେଇଥାନ୍ତି ସେହି ସମୟରେ ଝିଅମାନେ ଗୀତ ଗାଇବା ସହିତ ଜୋରେ ପାଣି ପକେଇ ସେମାନଙ୍କୁ ଜୟ ଜୟ କାର ସହିତ ଘେରି ରହିଥାନ୍ତି । ଏହା ଏକ ସାର୍ବଜନିକ ତମାଶା ଅଟେ ଏବଂ ହିନ୍ଦୁମାନଙ୍କର ଏକ ସଙ୍ଗଠିତ ଐତିହାସିକ ପରମ୍ପରା , ରିପୋର୍ଟର ମାନଙ୍କ ଉପସ୍ଥିତି, ପୁରସ୍କାର ରାଶି ସହିତ ଏବଂ ବାଣିଜ୍ୟ ପ୍ରୟୋଜନ । ଏହି ଘଟଣା କୃଷ୍ଣଙ୍କ ମୂର୍ତ୍ତୀ ଏବଂ ଅନ୍ୟ ଦୁଗ୍ଧ ଜାତୀୟ ଉତ୍ପାଦକୁ ଏକ ପିଲା ରୂପେ (ଯାହାକୁ ଲବଣି ଚୋର ବୋଲି କୁହାଯାଏ)ର କିମ୍ବାଦନ୍ତୀରେ ଆଧାରିତ ହୋଇଥାଏ , ଯାହା ସମୁଦାୟ ତାଙ୍କୁ ନିଜ ପହଞ୍ଚିବାଠାରୁ ଅଧିକ ବାହାରେ ଲଟକାଇ ଉତ୍ପାଦକୁ ଲୁଚେଇ ଦିଆଯାଏ । କିନ୍ତୁ ସେମାନେ ସେ ଲବଣି ପର୍ଯ୍ୟନ୍ତ ପହଞ୍ଚିବା ପାଇଁ ରଚନାତ୍ମକ ଉପାୟ ଖୋଜିଥାନ୍ତି ।ଏହି ପର୍ବରେ ଏକ ଭାଗିଦାରୀକୁ ଗୋବିନ୍ଦା କିମ୍ବା ଗୋବିନ୍ଦା ପାଠକ କୁହାଯାଇଥାଏ । ଏହା ଅଧିକତର ମହାରାଷ୍ଟ୍ର ଏବଂ ଭାରତ ପାଖାପାଖି କ୍ଷେତ୍ରରେ ଲୋକପ୍ରିୟ ହୋଇଥାଏ ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବିମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଭାରତର ରାଷ୍ଟ୍ରପତି ମାନଙ୍କର ତାଲିକା
ଏହି ସାରଣୀରେ ପ୍ରଦତ୍ତ ପୂର୍ବତନ ରାଷ୍ଟ୍ରପତିମାନଙ୍କର ନାମ ସେହି କ୍ରମରେ ଦିଆ ଯାଇଛି ଯେଉଁ କ୍ରମରେ ସେମାନେ ରାଷ୍ଟ୍ରପତି ନିର୍ବାଚନ ଜିତିଥିଲେ। ତେଣୁ ବରାହଗିରି ଭେଙ୍କଟଗିରି, ମହମ୍ମଦ ହିଦାୟତୁଲ୍ଲା, ଏବଂ ବସପ୍ପା ଦନାପ୍ପା ଜତ୍ତୀ, କାମଚଳା ରାଷ୍ଟ୍ରପତି ଥିବାରୁ ସେମାନଙ୍କ ନାମ ଏହି ସାରଣୀରେ ଦିଆ ଯାଇ ନାହିଁ । ଭାରତର ରାଷ୍ଟ୍ରପତି କୌଣସି ରାଜନୈତିକ ଦଳର ନ ହେଲେ ବି ରାଷ୍ଟ୍ରପତି ରୂପେ ନିର୍ବାଚିତ ହେବା ଆଗରୁ ସେମାନେ ଯେଉଁ ଦଳର ନେତା ଥିଲେ, ତାଙ୍କ ନାମ ଆଗରେ ସେଇ ଦଳର ନାମ ଉଲ୍ଲେଖ କରାଯାଇଛି।
ବରାହମିହିର (ସନ ୫୦୫- ସନ ୫୮୭) ହେଉଛନ୍ତି ଜଣେ ମହାନ୍ ଭାରତୀୟ ଗଣିତଜ୍ଞ, ଜ୍ୟୋତିର୍ବିଦ ଓ ଖଗୋଳ ବିଜ୍ଞାନୀ। ସେ କେବଳ ବରାହ ବା ମିହିର ଭାବେ ମଧ୍ୟ ପରିଚିତ। ତାଙ୍କର ଜନ୍ମ ଉଜ୍ଜୟିନୀରେ ହୋଇଥିଲା ।ପିତା ଆଦିତ୍ୟଦାସଙ୍କଠାରୁ ପାରମ୍ପାରିକ ଗଣିତ ଏବଂ ଜ୍ୟୋତିଷ ଶାସ୍ତ୍ର ଅଧ୍ୟୟନ କରି ସେଥିରେ ଅନେକ ସଂସ୍କାର ଆଣିଥିଲେ। ଗୁପ୍ତ ସାମ୍ରାଜ୍ୟର ବିକ୍ରମାଦିତ୍ୟ(ଚନ୍ଦ୍ରଗୁପ୍ତ-୨ୟ)ଙ୍କ ରାଜସଭାରେ ସେ ନବରତ୍ନଙ୍କ ମଧ୍ୟରେ ସ୍ଥାନ ପାଇଥିଲେ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଓଡ଼ିଶା ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।
ପୋଲିଓମାୟେଲାଇଟିସ (ଇଂରାଜୀରେ Poliomyelitis, ଅନେକ ସମୟରେ କୁହାଯାଏ ପୋଲିଓ (polio) ବା ଇନ୍ଫାଣ୍ଟାଇଲ୍ ପାରାଲିସିସ୍ ( infantile paralysis), ଏକ ସଂକ୍ରାମକ ରୋଗ ଯାହା ପୋଲିଓଭୁତାଣୁଦ୍ୱାରା ହୁଏ । ଉଲ୍ଲେଖନୀୟ ଏହି ଯେ ପ୍ରାୟ ୯୦ %ରୁ ୯୫ % କେଶ୍ରେ ସଂକ୍ରମଣ ଥାଇ ମଧ୍ୟ ଲକ୍ଷଣ ପ୍ରକାଶ ପାଏନାହିଁ । ବାକି ୫ରୁ ୧୦% ଲୋକ ସମାନ୍ୟ ଲକ୍ଷଣ ଦେଖାନ୍ତି ଯେପରିକି ଜ୍ୱର, ମୁଣ୍ଡବଥା, ବାନ୍ତି, ତରଳ ଝାଡ଼ା, ଦୃଢ଼଼ ବେକ ଓ ହାତ ଗୋଡ଼ରେ ଯନ୍ତ୍ରଣା । ସପ୍ତାହେ ଦୁଇ ସପ୍ତାହ ମଧ୍ୟରେ ଏମାନେ ଠିକ୍ ହୋଇଯାଆନ୍ତି । କେବଳ ୦.୫ % ଲୋକଙ୍କର ମାଂସପେଶୀ ଦୁର୍ବଳତା ହୋଇ ଚଳନ ଅକ୍ଷମ ହୁଅନ୍ତି । ଏହା କିଛି ଘଣ୍ଟାରୁ କିଛି ଦିନ ମଧ୍ୟରେ ହୁଏ । ପେଶୀ ଦୁର୍ବଳତା ଅଧିକାଂଶ ସମୟରେ ଗୋଡ଼ରେ ଦେଖାଯାଏ କିନ୍ତୁ ମୁଣ୍ଡ, ବେକ ଓ ମଧ୍ୟଚ୍ଛଦା ମାଂସପେଶୀ ଏହା ଅପେକ୍ଷା କମ୍ ଦେଖାଯାଏ । ଅନେକ, କିନ୍ତୁ ସମସ୍ତେ ନୁହେଁ, ଆରୋଗ୍ୟ ଲାଭ କରନ୍ତି । ପେଶୀ ଦୁର୍ବଳତା ଥିବା ୨ରୁ ୫ % ପିଲା ଓ ୧୫ରୁ ୩୦ % ବଡ଼ ମଣିଷ ମୃତ୍ୟୁ ବରଣ କରନ୍ତି । ପୁନରୁଦ୍ଧାର ହେବାର ଅନେକ ବର୍ଷ ପରେ ପୋଷ୍ଟ ପୋଲିଓ ସିଣ୍ଡ୍ରୋମ୍ ହୋଇପାରେ ଯାହା ଆରମ୍ଭ ସମୟ ଭଳି ଧୀରେ ଧୀରେ ପରିସ୍ଫୁଟ ହୁଏ । ପୋଲିଓଭୁତାଣୁ ସାଧାରଣତଃ ସଂକ୍ରମିତ ମଳ ପାଟିକୁ ଗଲେ ରୋଗ ବ୍ୟାପେ । ଖାଦ୍ୟ ଓ ଜଳ ମାଧ୍ୟମରେ ଏହା ବ୍ୟାପିପାରେ; ଲାଳ ମାଧ୍ୟମରେ ମଧ୍ୟ ସ୍ୱଳ୍ପ ଭାବରେ ବ୍ୟାପିପାଏ । କୌଣସି ଲକ୍ଷଣ ନ ଥିଲେ ମଧ୍ୟ ସଂକ୍ରମିତ ବ୍ୟକ୍ତି ସୁସ୍ଥ ଲୋକକୁ ସଂକ୍ରମିତ କରିପାରିବେ । ମଳରେ ହୁତାଣୁ ମିଳିଲେ ଓ ରକ୍ତରେ ଆଣ୍ଟିବଡି ଚିହ୍ନଟ ହେଲେ ରୋଗ ନିର୍ଣ୍ଣୟ ହୁଏ । ପୋଲିଓ ରୋଗ ନିମନ୍ତେ ପୋଲିଓ ଟିକା ଦିଆଯାଉଛି, କିନ୍ତୁ କାର୍ଯ୍ୟକାରୀ ହେବା ନିମନ୍ତେ ଅନେକ ଥର ଦେବାକୁ ପଡ଼ୁଛି । ୟୁନାଇଟେଡ୍ ସ୍ଟେଟ୍ସ୍ ସେନ୍ଟର୍ ଫର୍ ଡିଜିଜ୍ କଣ୍ଟ୍ରୋଲ (ଇଂରାଜୀ ଭାଷାରେ United States Center for Disease Control) ସଂସ୍ଥା ଭ୍ରମଣକାରୀ ଓ ଏହି ରୋଗପ୍ରବଣ ଇଲାକାର ଲୋକଙ୍କୁ ପୋଲିଓ ଟିକା ବୁଷ୍ଟର ଡୋଜ ଦେବାକୁ ସୁପାରିସ୍ କରୁଛନ୍ତି । ସଂକରମଣ ଆରମ୍ଭ ହୋଇଗଲା ପରେ କୌଣସି ନିର୍ଦ୍ଦିଷ୍ଟ ଚିକିତ୍ସା ନାହିଁ । ୧୯୮୮ ମସିହାରା ୩୫୦,୦୦୦ ରୋଗୀ ଥିଲାବେଳେ ୨୦୧୩ରେ କମିଯାଇ ୪୧୬ ଜଣଙ୍କୁ ମାତ୍ର ଏହି ରୋଗ ହୋଇଥିଲା । ସନ ୨୦୧୪ରେ ଏହି ରୋଗ କେବଳ ଆଫ୍ଗାନିସ୍ଥାନ୍, ନାଇଜେରିଆ ଓ ପାକିସ୍ଥାନର ଲୋକଙ୍କ ମଧ୍ୟରେ ବ୍ୟାପୁଥିଲା । ପୁରାତନ କଳାକୃତିରେ ପୋଲିଓ ରୋଗ ହଜାର ହଜାର ବର୍ଷ ହେଲା ଥିବାର ଚିତ୍ର ଦର୍ଶାଯାଇଛି । ସନ ୧୭୮୯ରେ ମାଇକେଲ ଅଣ୍ଡରଉଡ୍ ଏହି ରୋଗକୁ ସର୍ବ ପ୍ରଥମେ ସ୍ୱତନ୍ତ୍ର ରୋଗ ରୂପେ ଚିହ୍ନଟ କରିଥିଲେ ଓ ଏହି ରୋଗ ଜନ୍ମାଉଥିବା ଭୁତାଣୁ ୧୯୦୮ ମସିହାର ପ୍ରଥମେ କାର୍ଲ ଲ୍ୟାଣ୍ଡସ୍ଟିନର ଚିହ୍ନଟ କରିଥିଲେ । ୟୁରୋପ ଓ ଆମେରିକାରେ ଉନବିଂଶ ଶତାବ୍ଦୀର ଶେଷ ଭାଗରେ ଏହି ରୋଗ ମହାମାରୀ ରୁପ ଧାରଣ କରିଥିଲା । ସେହି ସ୍ଥାନମାନଙ୍କରେ ବିଂଶ ଶତାବ୍ଦୀରେ ଏହି ରୋଗ ଶିଶୁ ରୋଗ ହିସାବରେ ଚିନ୍ତାର ବିଷୟ ହୋଇଥିଲା । ସନ ୧୯୫୦ରେ ଜୋନାସ୍ ସଲ୍କ୍ ପ୍ରଥମେ ପୋଲିଓ ଟିକା ପ୍ରସ୍ତୁତ କରିଥିଲେ । ସନ ୨୦୧୮ ସୁଦ୍ଧା ଟିକାକରଣଦ୍ୱାରା ଏହି ରୋଗ ସାରା ପୃଥିବୀରୁ ନିର୍ମୁଳ କରାଯିବା ଆଶା କରାଯାଉଛି । ସନ ୨୦୧୩ରେ କିନ୍ତୁ ସିରିଆରେ ନୂଆ କେଶ୍ ଚିହ୍ନଟ କରାଯିବ ରୋପୋର୍ଟ ମିଳିଛି । ସନ ୨୦୧୪ ମଇ ମାସରେ ଏସିଆ, ଆଫ୍ରିକା ଓ ମଧ୍ୟ ପୂର୍ବ ଇଲାକାରେ ରୋଗ ଦେଖାଯିବା କାରଣରୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଏକ ଜନ ସ୍ୱାସ୍ଥ୍ୟ ଏମର୍ଜେନ୍ସି ଘୋଷଣା ଘୋଷଣା କରିଛନ୍ତି । ଅନ୍ୟ କୌଣସ ପଶୁଙ୍କୁ ଏହି ରୋଗ ଆକ୍ରମଣ କରେନାହିଁ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ମୁକୁର, ଓଡ଼ିଆ ଭାଷାରେ ପ୍ରକାଶିତ ଆଦ୍ୟ ସାହିତ୍ୟ ପତ୍ରିକା ମାନଂକ ମଧ୍ୟରୁ ଅନ୍ୟତମ । ଏହା ଏକ ମାସିକ ପତ୍ରିକା ଥିଲା ଏବଂ ଏହାର ପ୍ରକାଶନ ୧୩୧୩ ସାଲ ବୈଶାଖ ମାସଠାରୁ ( ଇଂରାଜୀ ୧୯୦୫ ଖ୍ରୀଷ୍ଟାବ୍ଦ ଏପ୍ରିଲ ମାସ) ଆରମ୍ଭ ହୋଇଥିଲା । ଏହାର ସମ୍ପାଦକ ଥିଲେ ବିଶିଷ୍ଟ କବି ତଥା ଉତ୍କଳ ସମ୍ମିଳନୀର ଏକଦା ସମ୍ପାଦକ ଶ୍ରୀ ବ୍ରଜ ସୁଂଦର ଦାସ ।ଏହି ପତ୍ରିକାଟି ପ୍ରଥମେ ଓଡ଼ିଶା ମିଶନ ପ୍ରେସ କଟକରୁ ମୁଦ୍ରିତ ହେଉଥିଲା | ପରେ ଏହା ନିଜସ୍ୱ ମୁକୁର ପ୍ରେସ କଟକରୁ ପ୍ରକାଶିତ ହେଉଥିଲା ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଓଡ଼ିଶା ସରକାର, ଓଡ଼ିଶା ଓ ଓଡ଼ିଶାର ଅନ୍ତର୍ଗତ ୩୦ଟି ଜିଲ୍ଲାର ଶାସନ କାର୍ଯ୍ୟ ପରିଚାଳନା କରନ୍ତି । ଭାରତର ଅନ୍ୟ ରାଜ୍ୟ ଗୁଡ଼ିକ ଭଳି ରାଜ୍ୟପାଳ ରାଜ୍ୟର ପ୍ରଶାସନିକ ମୁଖ୍ୟ ଅଟନ୍ତି ଓ ସେ କେନ୍ଦ୍ର ସରକାରଙ୍କ ପରାମର୍ଶରେ ଭାରତର ରାଷ୍ଟ୍ରପତିଙ୍କଦ୍ୱାରା ନିଯୁକ୍ତ ହୁଅନ୍ତି । ତାଙ୍କର ପଦବୀ ମୁଖ୍ୟତଃ ଆନୁଷ୍ଠାନିକ । ମୁଖ୍ୟମନ୍ତ୍ରୀ ହେଉଛନ୍ତି ସରକାରର ମୁଖ୍ୟ ଏବଂ ଅଧିକାଂଶ କାର୍ଯ୍ୟନିର୍ବାହୀ କ୍ଷମତା ତାଙ୍କ ଉପରେ ନ୍ୟସ୍ତ । ଭୁବନେଶ୍ୱର ହେଉଛି ଓଡ଼ିଶାର ରାଜଧାନୀ ଏବଂ ଏଥିରେ ବିଧାନ ସଭା (ବିଧାନ ସଭା) ଏବଂ ସଚିବାଳୟ ରହିଛନ୍ତି । କଟକଠାରେ ଓଡ଼ିଶାର ଉଚ୍ଚ ନ୍ୟାୟାଳୟ ଅବସ୍ଥିତ ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ସାହିତ୍ୟିକ ପୁରାଣ କୃତି । ଏହା ୧୪ଶ ଶତାବ୍ଦୀରେ ରଚିତ ।, ଭାଗବତ ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି/ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ଜଗନ୍ନାଥଙ୍କ ପାଖେ ମଧ୍ୟ ଭାଗବତ ପଢ଼ାଯାଏ । ଏହା ଆଗ କାଳରେ ଭାଗବତ ଟୁଙ୍ଗି ମାନଙ୍କରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଭାଗବତ ପ୍ରତି ଓଡ଼ିଆ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ, ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା ।
ପରିମାଣ, ଗଠନ, ସ୍ଥାନ ଓ ପରିବର୍ତ୍ତନର ବିଦ୍ୟାକୁ ଗଣିତ କୁହାଯାଏ । ଗଣିତରେ ଆବିଷ୍କାର କରୁଥିବା ଲୋକଙ୍କୁ ଗଣିତଜ୍ଞ କୁହାଯାଏ । ସାଧାରଣ ଜୀବନରେ ଗଣିତର ଅନେକ ଆବଶ୍ୟକତା ରହିଛି, ତେଣୁ ଗଣିତଜ୍ଞଙ୍କ ବ୍ୟତୀତ ଅନ୍ୟମାନେ ମଧ୍ୟ ଏଥିରେ ଗବେଷଣା କରନ୍ତି । ଏବେ, ଅନେକ ସ୍ଥାନରେ ଗଣିତର ଆବଶ୍ୟକତା ରହିଛି । ବ୍ୟବସାୟ, ବିଜ୍ଞାନ, ଇଞ୍ଜିନିୟରିଙ୍ଗ୍, ସ୍ଥାପତ୍ୟ ସବୁଥିରେ ଗଣିତର ଆବଶ୍ୟକତା ରହିଛି ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ବନ୍ୟା ନାମ ଦିଆଯାଏ ଯେତେବେଳେ ଜଳ ସୀମା ବହିର୍ଭୁତ ହୋଇ ସାଧାରଣ ଶୁଖିଲା ଭୂମିକୁ ଜଳ ପ୍ଲାବନ କରେ । ୟୁରୋପିଆନ୍ ୟୁନିଅନ୍ ଫ୍ଲଡ଼ ଡାରେକ୍ଟିଭ୍ର ସଂଜ୍ଞା ଅନୁସାରେ 'ସାଧାରଣ ଅଣପ୍ଳାବିତ ଭୂମି ଜଳଦ୍ୱାରା ପ୍ଲାବିତ ହେଲେ ବନ୍ୟା କୁହାଯାଏ । ସମୁଦ୍ର ଲହରୀର ଅନ୍ତଃ-ପ୍ରହାହକୁ ମଧ୍ୟ ପ୍ରବହମାନ ଜଳ ଭାବରେ ଗ୍ରହଣ କରାଯାଏ । ଜଳାଶୟ ମଧ୍ୟରେ ନଦୀ ଓ ହ୍ରଦ ଅନ୍ତର୍ଭୁକ୍ତ ଯେଉଁଠାରେ ଜଳ ବନ୍ଧ ଭାଙ୍ଗି ବା କୂଳ ଲଙ୍ଘନ କରି କିଛି ଜଳ ତାହାର ସୀମା ବହିର୍ଭୁତ ହୁଏ କିମ୍ବା ବର୍ଷା ଜଳ ଜମି ସୀମା ଲଙ୍ଘନ କରିଲେ ବନ୍ୟା ହୁଏ । ଋତୁ ପରିବର୍ତ୍ତନ ଅନୁସାରେ ବରଫ ତରଳି ବା ଭୂସ୍ଖଳନ ହୋଇ ହ୍ରଦ ବା ଅନ୍ୟ ଜଳାଶୟର ଜଳ ମାତ୍ରା ବଢ଼ିଲେ ମଧ୍ୟ ସମ୍ପତ୍ତି ବା ଗୃହପାଳିତ ପଶୁମାନଙ୍କର କ୍ଷୟକ୍ଷତି ନ ହେଲେ ବନ୍ୟା ହିସାବରେ ଗଣନା କରାଯାଏ ନାହିଁ ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।