ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଷଠି ଓଷା (ଷଠି ବ୍ରତ ଓ ଷଷ୍ଠୀ ଓଷା ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ ପାରମ୍ପାରିକ ଓଷା । ଷଠି ଠାକୁରାଣୀଙ୍କୁ ଓଡ଼ିଶାରେ ଜନ୍ମଦେବୀ ବୋଲି କୁହାଯାଏ । ଗାଁରେ ମା'ମାନେ ତାଙ୍କୁ ପୂଜା କରିଥାନ୍ତି । ଷଠି ଠାକୁରାଣୀଙ୍କୁ ପିଲାଙ୍କ ଭଲ ମନ୍ଦ ପାଇଁ ମା'ମାନେ ପୂଜିଥାନ୍ତି ।ଭାଦ୍ରବ ଶୁକ୍ଳ ଷଷ୍ଠୀ ଦିନ (ଗଣେଶ ପୂଜାର ଦୁଇ ଦିନ ପରେ), ଷଠି ଓଷା ପାଳନ ହୁଏ । ଏଇ ପୂଜାଟି, ଗୋଟେ ପିଲା ଜନ୍ମ ହେଲା ପରେ ଯେଉଁ ଷଠି ଦୁସେଇ ପୂଜା ହୁଏ, ତା'ଠୁଁ ଟିକେ ଅଲଗା ।
ନୂଆଖାଇ (ନୂଆଁଖାଇ ବା ନବାନ୍ନ ଭାବେ ମଧ୍ୟ ଜଣା) ଓଡ଼ିଶାର ପଶ୍ଚିମାଞ୍ଚଳର ଏକ ପାରମ୍ପରିକ ପର୍ବ । ନୂଆଖାଇ ଧାନ ଅମଳର ଖୁସିର ପାଳନ କରିବା ନିମନ୍ତେ କରାଯାଇଥାଏ । ପାଞ୍ଜି ଅନୁସାରେ ଏହା ଭାଦ୍ରବ ମାସର ଶୁକ୍ଳ ପଞ୍ଚମୀ ତିଥିରେ (ଗଣେଶ ଚତୁର୍ଥୀର ପରଦିନ) ପାଳିତ ହୋଇଥାଏ । ଏହି ଦିନ ପ୍ରତି ଗ୍ରାମର ପରିବାରମାନେ ନିଜ ନିଜ ଘରେ ଅକାଣ୍ଡିଆ ଚାଉଳର କ୍ଷୀରି ରାନ୍ଧିବା ସହ ଯୁଗ୍ମ ପରିବାରରେ ତଥା ସମଗ୍ର ଗ୍ରାମରେ ସାମୁହିକ ଭାବେ ମଧ୍ୟ ରାନ୍ଧିଥାନ୍ତି । ଏହି କ୍ଷୀରି "ନବାନ୍ନ" ବା "ନବାର୍ଣ୍ଣ" ନାମରେ ଜଣା । ଗ୍ରାମର ଦେହୁରୀ ସେହି ନବାନ୍ନକୁ ପୂର୍ବଜମାନଙ୍କୁ ଅର୍ପଣ କରିଥାନ୍ତି ଆଉ ଭୋଗ ରୂପେ ସମସ୍ତଙ୍କୁ ବାଣ୍ଟିଥାନ୍ତି । ନୂଆଖାଇ ପାଳନ ପରଦିନ "ନୂଆଖାଇ ବାସି" ପାଳନ ହୁଏ ଓ ଏହିଦିନ ବଳକା ନୂଆନ୍ନ, କ୍ଷୀରି-ପିଠା ଖିଆହେବା ସହ ମାଂସ ରନ୍ଧାଯାଇଥାଏ । ବାସି ପରଦିନ "ତିଆସି" ପାଳନ ହୁଏ ଓ ଏହିଦିନ ଗ୍ରାମବାସୀମାନେ ମାଂସ ସମେତ ବିଭିନ୍ନ ଖାଦ୍ୟ ଓ ମଦ ଖିଆପିଆ ଓ ପାରମ୍ପାରିକ ଖେଳ (ଯଥା ଡୁଡୁ, ଖୋଖୋ, ବାଡ଼ି-ଖିଚା, କୁସ୍ତି) ଖେଳି ସମୟ ଅତିବାହିତ କରିଥାନ୍ତି ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ ପ୍ରତିବର୍ଷ ୨୨ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅନେକ ବର୍ଷ ଧରି ରଘୁନାଥ ବେଶ ଆଉହୋଇନଥିଲା ବେଳେ ୧୯୯୪ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ନୃସିଂହ ବେଶ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଧ ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା : - ସୁନାବେଶ ପ୍ରାୟ ପାଞ୍ଚ ଥର ଓ ଶ୍ରାଦ୍ଧ ବେଶ ତିନିଥର ସଂପନ୍ନ ହୋଇଥାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ବରାହମିହିର (ସନ ୫୦୫- ସନ ୫୮୭) ହେଉଛନ୍ତି ଜଣେ ମହାନ୍ ଭାରତୀୟ ଗଣିତଜ୍ଞ, ଜ୍ୟୋତିର୍ବିଦ ଓ ଖଗୋଳ ବିଜ୍ଞାନୀ। ସେ କେବଳ ବରାହ ବା ମିହିର ଭାବେ ମଧ୍ୟ ପରିଚିତ। ତାଙ୍କର ଜନ୍ମ ଉଜ୍ଜୟିନୀରେ ହୋଇଥିଲା ।ପିତା ଆଦିତ୍ୟଦାସଙ୍କଠାରୁ ପାରମ୍ପାରିକ ଗଣିତ ଏବଂ ଜ୍ୟୋତିଷ ଶାସ୍ତ୍ର ଅଧ୍ୟୟନ କରି ସେଥିରେ ଅନେକ ସଂସ୍କାର ଆଣିଥିଲେ। ଗୁପ୍ତ ସାମ୍ରାଜ୍ୟର ବିକ୍ରମାଦିତ୍ୟ(ଚନ୍ଦ୍ରଗୁପ୍ତ-୨ୟ)ଙ୍କ ରାଜସଭାରେ ସେ ନବରତ୍ନଙ୍କ ମଧ୍ୟରେ ସ୍ଥାନ ପାଇଥିଲେ।
ଷଷ୍ଠୀ, ଦୁର୍ଗା ବା ପ୍ରକୃତିଙ୍କ ଷଷ୍ଠୀ କଳା ଓ ସ୍କନ୍ଦ ଭାର୍ଯ୍ୟା; ଏ ଷୋଡ଼ଶ ମାତୃକାଙ୍କ ମଧ୍ୟରେ ପ୍ରଧାନ ଦେବୀ ଅଟନ୍ତି ଏହାଙ୍କର ଅନ୍ୟ ନାମ ଦେବସେନା । ଏହାଙ୍କ ପ୍ରସାଦରେ ପୁତ୍ରପୌତ୍ରାଦି ଲାଭ ହୁଏ ଏ ଜଗତର ଶିଶୁମାନଙ୍କର ପାଳିକା ଓ ରକ୍ଷାକାରିଣୀ ପିଲା ଜନ୍ମର 'ଷଠି' ଓ 'ଏକୋଇଶା' ଦିନ ଏହାଙ୍କ ପୂଜା କରାଯାଏ । ଅପୁତ୍ର ବ୍ୟକ୍ତି ଏକବର୍ଷ ଷଷ୍ଠୀଦେବୀଙ୍କ ସ୍ତବ ଶ୍ରବଣ କଲେ ପୁତ୍ରଲାଭ କରେ ଓ ରୁଗ୍ଣ ସନ୍ତାନ ନୀରୋଗ ହୁଏ । ସନ୍ତାନବତୀ ରମଣୀମାନଙ୍କର ପ୍ରତିମାସର ଶୁକ୍ଳ ଷଷ୍ଠୀରେ ନିଜ ନିଜର ସନ୍ତାନଙ୍କ ମଙ୍ଗଳାର୍ଥ ଷଷ୍ଠୀ ବ୍ରତ କରିବା ବିଧେୟ ।ଶାସ୍ତ୍ରରେ ମତେ ୟେ, ଏ ଭର୍ତ୍ତାଙ୍କ ଚକ୍ଷୁରେ ସୁନ୍ଦରୀ ଓ ଯୁବତୀ ରୂପ ଧାରଣ କରନ୍ତି ଏବଂ ଶିଶୁମାନଙ୍କ ରକ୍ଷିକାରୂପେ ମାତୃରୂପା, ଦୟାରୂପା, ରକ୍ଷଣରୂପା, ବୃଦ୍ଧ ରୂପା ଓ ଯୋଗିନୀରୂପା ହୁଅନ୍ତି ।
ଶ୍ରୀନିବାସ ରାମାନୁଜନ (pronunciation ) (୨୨ ଡିସେମ୍ବର ୧୮୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ 'ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ବସନ୍ତ କୁମାର ବିଶ୍ୱାଳ (୨୩ ଜୁଲାଇ ୧୯୩୬ - ୭ ସେପ୍ଟେମ୍ବର ୨୦୦୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଥିଲେ । ୧୯୮୦, ୧୯୯୦ ଓ ୧୯୯୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ତିର୍ତ୍ତୋଲ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୮ମ, ୧୦ମ ଓ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହଯାଏ । ପ୍ରତ୍ୟେକ ବେଦର ନିଜସ୍ୱ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭା ଦ୍ବାରା ନିର୍ମିତ) । ଏହା ଲୋକଙ୍କ ଦ୍ବାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରାଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ପ୍ରଫେସର ସତ୍ୟେନ୍ଦ୍ର ନାଥ ବୋଷ (ବଙ୍ଗଳା: সত্যেন্দ্র নাথ বসু ଶୋତ୍ତେନ୍ଦ୍ରୋନାଥ ବୋଶୂ ; ୧ ଜାନୁୟାରୀ ୧୮୯୪ – ୪ ଫେବୃୟାରି ୧୯୭୪) ଜଣେ ଭାରତୀୟ ପଦାର୍ଥ ବିଜ୍ଞାନୀ ଅଟନ୍ତି , ସେ ଗାଣିତିକ-ଭୌତିକ ଶସ୍ତ୍ରରେ ପାରଦର୍ଶୀ ଥିଲେ । ସେ ଇଂଲଣ୍ଡର ରୟାଲ ସୋସାଇଟୀର ଫେଲୋଶିପ (FRS) ପାଇଥିଲେ । ତାଙ୍କ ଜନ୍ମ କଲିକତାରେ ହୋଇଥିଲା । ବିଂଶ ଶତାବ୍ଦୀ ପ୍ରଥମାର୍ଦ୍ଧରେ (୧୯୨୦) ସେ କ୍ୱାଣ୍ଟମ ମେକନିକ୍ସ (Quantum mechanics) ପାଇଁ ଜଣାଶୁଣା ଥିଲେ , ଯାହାକି ବୋଷ-ଆଇନଷ୍ଟାଇନ ପରିସଂଖ୍ୟାନ ଓ ବୋଷ-ଆଇନଷ୍ଟାଇନ କନ୍ଡେନ୍ସେଟ୍ର ମୂଳ ତତ୍ତ୍ୱ ଥିଲା । ୧୯୫୪ରେ ସେ ଭରତ ସରକାରଙ୍କଦ୍ୱାରା ପଦ୍ମ ବିଭୂଷଣରେ ସମ୍ମାନିତ ହୋଇଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼଼଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼଼଼ଦେଉଳ ଏବଂ ବଡ଼଼଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ସାର୍ ଚନ୍ଦ୍ରଶେଖର ଭେଙ୍କଟ ରମଣ (୭ ନଭେମ୍ବର ୧୮୮୮ - ୨୧ ନଭେମ୍ବର ୧୯୭୦) ଜଣେ ଭାରତୀୟ ପଦାର୍ଥ ବିଜ୍ଞାନୀ ଥିଲେ । ୧୯୩୦ ମସିହାରେ ଆଲୋକ ପ୍ରତିସରଣ ଉପରେ ଗବେଷଣା (ରମଣ ପ୍ରଭାବ) ପାଇଁ ନୋବେଲ ପୁରସ୍କାର ପ୍ରଦାନ କରାଯାଇଥିଲା । ସେ ଆବିଷ୍କାର କରିଥିଲେ ଯେ ଆଲୋକ ରଶ୍ମି ଯେତେବେଳେ ଗୋଟିଏ ସ୍ୱଚ୍ଛ ପଦାର୍ଥ ଦେଇ ଅତିିିିକ୍ରମ କରେ , କିଛି ଆଲୋକ ରଶ୍ମି ବିଚ୍ଛୁରିତ ହୋଇଯାନ୍ତି ଏବଂ ତାଙ୍କର ଦୈର୍ଘ୍ୟ ଓ ବିସ୍ତୃତିରେ ପରିବର୍ତ୍ତନ ହୁଏ ।ଏହି ପ୍ରତ୍ୟକ୍ଷ ଭାବେ ପରିପ୍ରକାଶ ଘଟଣାକୁ ରମଣ ବିିିିଚ୍ଛୁରଣ କୁହାଯାଏ, ଯାହାକି ରମଣ ପ୍ରଭାବଦ୍ୱାରା ହୋଇଥାଏ । ୧୯୫୪ରେ ଭାରତ ସରକାର ତାଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବ ଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
କାସ୍ପିଆନ ସାଗର (ଫରାସୀ: دریای مازندران, ଦରୟା-ଏ-ମାଞ୍ଜଦରାନ), ଏସିଆର ଏକ ଝରଣା ଅଟେ ଯେପରି ନିଜର ବୃହତ ଆକାର କାରଣରୁ ସାଗର କୁହ ଯାଇଥାଏ । ମଧ୍ୟ ଏସିଆରେ ସ୍ଥିତ ଏହି ଝରଣା କ୍ଷେତ୍ରଫଳ ହିସାବରେ ବିଶ୍ୱର ସବୁଠାରୁ ବଡ଼ ଝରଣା ଅଟେ । ଏହାର କ୍ଷେତ୍ରଫଳ ୪,୩୦,୦୦୦ ବର୍ଗ କିଲୋମିଟର ତଥା ଆୟତନ ୭୮,୨୦୦ ଘନ କିଲୋମିଟର ହୋଇଥାଏ । ଏହାର କୌଣସି ବାହ୍ୟଗମନ ହୋଇ ନଥାଏ ଏବଂ ପାଣି କେବଳ ବାଷ୍ପିକରଣଦ୍ୱାରା ବାହାରକୁ ଯାଇଥାଏ । ଐତିହାସିକ ରୂପରେ ଏହା "କଳା ସାଗର" , "ଈଜିୟନ ସାଗର" ଏବଂ ଏହିପରି "ଭୂମଧ୍ୟ ସାଗର" ସହିତ ଯୋଡ଼ି ହୋଇଥାଏ ବୋଲି ମାନନ୍ତି , ଯାହା କାରଣରୁ ଏହାର ଅଧିକ ଘନତ୍ୱର ଆଧାରରେ ଏହାକୁ ଝରଣା କହିବା ଉଚିତ ନୁହେଁ । ଏହାର ଖାରପଣ ୧.୨ ପ୍ରତିଶତ ହୋଇଥାଏ ଯାହା ବିଶ୍ୱର ସମସ୍ତ ସମୁଦ୍ରର ଖାରପଣଠାରୁ ଭିନ୍ନ ଅଟେ ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବିମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ଭାଦ୍ର ଶୁକ୍ଳ ସପ୍ତମୀଦିନ କୁକ୍କୁଟୀ ବ୍ରତ ପାଳନ ହୁଏ । ବଙ୍ଗ ଓ ଓଡ଼ିଶାରେ ଏହା ବିଶେଷ ଭାବରେ ପ୍ରଚଳିତ । ମୁଖ୍ୟତଃ ଏହି ବ୍ରତ ଛୋଟନାଗପୁର ଅଞ୍ଚଳର ପାର୍ବତ୍ୟ ଗୋଷ୍ଠିରୁ ଆସି କ୍ରମେ ହିନ୍ଦୁ ଧର୍ମରେ ପ୍ରବେଶ କରିଛି । କୁକ୍ କୁଟୀ ସେହିମାନଙ୍କର ଦେବୀ । ପୂର୍ବକାଳର ବହୁ ଅହିନ୍ଦୁ ଦେବୀଙ୍କ ପରି, ସେ ମଧ୍ୟ ଆର୍ଯ୍ୟହିନ୍ଦୁମାନଙ୍କଦ୍ୱାରା ପୂଜିତ ହୋଇଛନ୍ତି । ବ୍ରତଟି ହିନ୍ଦୁଧର୍ମ ଛାଞ୍ଚରେ ଉତୁରିଛି । ଯୁଧିଷ୍ଠିର-ଶ୍ରୀକୃଷ୍ଣ ଆଳାପରୁ ବ୍ରତକଥା ଆରମ୍ଭ । ଯୁଧିଷ୍ଠିରଙ୍କ ପ୍ରଶ୍ନର ଉତ୍ତର ଦେଇ ଶ୍ରୀକୃଷ୍ଣ, ଲୋମଶ ମୁନିଙ୍କ କଥା ଉଠାଇଛନ୍ତି । ଥରେ ସେ ପୁଣ୍ୟତପା ମଥୁରାରେ ପହଁଞ୍ଚିଲେ । ଦେବକୀ ଓ ବାସୁଦେବ ତାଙ୍କର ଅଭ୍ୟର୍ଥନା କଲେ । ଦେବକୀଙ୍କର ବିଷାଦମଳିନ ମୁଖ ଦେଖି ଲୋମଶ ତାଙ୍କୁ କୁକ୍କୁଟୀ ବ୍ରତ କଥା କହିଲେ । ଏହିବ୍ରତ ପୂର୍ବେ ଅଯୋଧ୍ୟାର ରାଜା ନହୁଷଙ୍କ ପତ୍ନୀ ଚନ୍ଦ୍ରମୁଖୀ ଓ ତାଙ୍କ ପୁରୋହିତଙ୍କ ପତ୍ନୀ ମେନା ସରଯୂ ନଦୀ କୂଳରେ କରିଥିଲେ । ଚନ୍ଦ୍ରମୁଖୀ ଓ ମେନା ସରଯୂ କୂଳରେ ସ୍ନାନ ପାଇଁ ଯାଇଥିଲେ । ସେଠାରେ କେତେକ ରମଣୀ ସ୍ନାନ ପରେ ମଣ୍ଡଳ କାଟି ସେଥିରେ ଉମା ମହେଶ୍ୱରଙ୍କ ପ୍ରତିମୂର୍ତ୍ତି ଆଙ୍କି ପୂଜା କରୁଥିଲେ । ପୂଜା ସାରି ହାତରେ ରକ୍ତ ବର୍ଣ୍ଣର ଡୋରକି ବାନ୍ଧିଲେ । ଚନ୍ଦ୍ରମୁଖୀ ଓ ମେନା ସେମାନଙ୍କଠାରୁ ବ୍ରତଫଳ ଓ ପାଳନ ବିଧି ବୁଝିଲେ । ସେଦିନ ସେମାନଙ୍କ ସହ ବ୍ରତ କରି ହାତରେ ଡୋରକ ବାନ୍ଧି ବାହୁଡ଼ିଲେ । ତା’ପରେ ଚନ୍ଦ୍ରମୁଖୀ ଗର୍ବରେ ଡୋରକ ପିନ୍ଧିଲେ ନାହିଁ । ମେନା ମଧ୍ୟ ବ୍ରତ ଭୁଲିଗଲେ । ଫଳରେ ଚନ୍ଦ୍ରମୁଖୀ ମର୍କଟୀ ଓ ମେନା କୁକ୍କୁଟୀ ହୋଇ ଜନ୍ମ ହେଲେ । କିନ୍ତୁ ମେନା ଏହି କୁକ୍କୁଟୀ ଜନ୍ମରେ ପୁନର୍ଜନ୍ମ କଥା ମନେରଖିଥିଲେ । ତେଣୁ ସେ ମନେମନେ ଶିବଙ୍କୁ ସ୍ତୁତି କଲେ । କିଛି କାଳପରେ ଚନ୍ଦ୍ରମୁଖୀ ଗୋଟିଏ ରାଜ୍ୟରେ ଇଶ୍ୱରୀ ନାମକ ରାଣୀ ହୋଇ ଜନ୍ମ ହେଲେ । ମେନା ସେହିରାଜ୍ୟର ରାଜପୁରୋହିତ ଅଗ୍ନିମନ୍ଦିଙ୍କ ପତ୍ନୀ ହେଲେ । ଏଜନ୍ମରେ ତାଙ୍କର ନାଁ ହେଲା ଭୂଷଣା । ସେ ପୂର୍ବଜନ୍ମ ପରି ଏଜନ୍ମରେ ମଧ୍ୟ ଜାତିସ୍ମର ହେଲେ । ଭୂଷଣା ବ୍ରତ ପାଳୁଥିଲେ । ତାଙ୍କର ଆଠଟି ପୁତ୍ର ଥିଲେ । ପାରିବାରିକ ଜୀବନ ଆନନ୍ଦମୟ ଥିଲା । ଅପରପକ୍ଷରେ ଇଶ୍ୱରୀଙ୍କର ଗୋଟିଏ ପୁଅ । ସେ ସବୁବେଳେ ରୁଗ୍ଣ । ନଅ ବର୍ଷ ବୟସରେ ତାର ମୃତ୍ୟୁ ଘଟିଲା । ଇଶ୍ୱରୀ ଦୁଃଖରେ ଭାଙ୍ଗି ପଡ଼ିଲେ । ଭୂଷଣା ତାଙ୍କ ପ୍ରତି ସମବେଦନାଶୀଳା ଥିଲେ । ମାତ୍ର ଇଶ୍ୱରୀ ଇର୍ଷା ପରାୟଣ ଥିଲେ । ସେ ଛଳନାପୂର୍ଣ୍ଣ ବ୍ୟବହାର ଦେଖାଇ ଭୂଷଣାଙ୍କ ପୁତ୍ରମାନଙ୍କୁ ମାରିବାକୁ ବହୁବାର ଉଦ୍ୟମ କରିଲେ । ମାତ୍ର ଭୂଷଣାଙ୍କର ବ୍ରତ ପ୍ରଭାବରୁ ତାଙ୍କର କିଛି କ୍ଷତି ହେଲାନାହିଁ । ଦିନେ ଇଶ୍ୱରୀ ଭୂଷଣାଙ୍କ ଠାରୁ ପୂର୍ବଜନ୍ମ ପ୍ରସଙ୍ଗ ଓ ବ୍ରତ ପାଳନ ପାଇଁ ପରାମର୍ଶ ଶୁଣିଲେ । ବିଧି ଅନୁସାରେ ବ୍ରତ ପାଳିଲେ । ତାଙ୍କ ଜୀବନରେ ପୁଣି ସୁଖ ସମ୍ପଦ ଫେରିଲା । ମୃତବତ୍ସା ଦୋଷ ଦୂର କରିବା ପାଇଁ ଏହି ବ୍ରତ ପାଳନ କରାଯାଏ । ଲୋମଶ ମୁନି ଦେବକୀଙ୍କୁ ଏହି ବ୍ରତ ପାଳନ ପାଇଁ କହିଥିଲେ । କୁକ୍କୁଟୀ ବ୍ରତ ଅନ୍ୟ ବ୍ରତ ଓ ଓଷା ପରି ସକଳ ଧର୍ମ କୃତ୍ୟ । ଏଥିରେ ଉମା ମହେଶ୍ୱରଙ୍କୁ ପୂଜା କରାଯାଏ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଦ୍ରୌପଦୀ ମୁର୍ମୁ (ଜନ୍ମ: ୨୦ ଜୁନ ୧୯୫୮) ଜଣେ ଭାରତୀୟ ରାଜନୀତିଜ୍ଞା ଓ ଭାରତର ୧୫ତମ ତଥା ବର୍ତ୍ତମାନର ରାଷ୍ଟ୍ରପତି । ଭାରତର ରାଷ୍ଟ୍ରପତି ହେବାରେ ସେ ପ୍ରଥମ ଆଦିବାସୀ । ସେ ଭାରତୀୟ ଜନତା ପାର୍ଟିର ଦଳୀୟ ପ୍ରାର୍ଥୀ ଭାବେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରୁ ଦୁଇଥର (୨୦୦୦ ଏବଂ ୨୦୦୪ରେ) ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ଝାଡ଼ଖଣ୍ଡର ରାଜ୍ୟପାଳ (୨୦୧୫-୨୦୨୧) ଭାବରେ କାର୍ଯ୍ୟ କରିଥିଲେ । ବିଜୁ ଜନତା ଦଳ ଏବଂ ଭାରତୀୟ ଜନତା ପାର୍ଟିର ସଂଯୁକ୍ତ ଶାସନ ବେଳେ ସେ ବାଣିଜ୍ୟ ଏବଂ ଗମନାଗମନ ବିଭାଗର ସ୍ୱାଧୀନ ମନ୍ତ୍ରୀ ଭାବେ ୨୦୦୦ ମାର୍ଚ୍ଚ ୬ରୁ ୨୦୦୨ ଅଗଷ୍ଟ ୬ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ ଏବଂ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗରେ ମନ୍ତ୍ରୀ ଭାବେ ୨୦୦୨ ଅଗଷ୍ଟ ୬ରୁ ୨୦୦୪ ମଇ ୧୬ ପର୍ଯ୍ୟନ୍ତ କାର୍ଯ୍ୟକରିଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନ୍ସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମର ଜଣେ ନାୟିକା ଥିଲେ । ସ୍ୱଦେଶ ଓ ସ୍ୱଜାତିକୁ ପରାଧୀନତାର ବନ୍ଧନରୁ ମୁକ୍ତ କରିବା ପାଇଁ ସେ ସଂଗ୍ରାମ କରିଥିଲେ । ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗଚାଳନା, ଅଶ୍ୱାରୋହଣ, ବିଭିନ୍ନ ପ୍ରକାର ଶାରୀରିକ ବ୍ୟାୟାମ, ଦୁର୍ଦ୍ଦାନ୍ତ ହସ୍ତୀମାନଙ୍କୁ ଆୟତ କରିବା ଆଦି କଳାରେ ସେ ପାରଙ୍ଗମ ଥିଲେ ।
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ନେଲସନ ରୋଲିହ୍ହଲ୍ଲା ମଣ୍ଡେଲା (୧୮ ଜୁଲାଇ ୧୯୧୮ - ୫ ଡିସେମ୍ବର ୨୦୧୩) ଦକ୍ଷିଣ ଆଫ୍ରିକାର ପୂର୍ବତନ ରାଷ୍ଟ୍ରମୁଖ୍ୟ (୧୯୯୪-୧୯୯୯) ଥିଲେ । ସେ ଦକ୍ଷିଣ ଆଫ୍ରିକାର ପ୍ରଥମ ଅଣ ଶ୍ୱେତାଙ୍ଗ ବା କୃଷ୍ଣକାୟ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିଲେ । ତାଙ୍କ ଶାସନକାଳ ମଧ୍ୟରେ ଅପାର୍ଥିଡ଼ ନୀତିର ପତନ ହୋଇଥିଲା ତଥା ଚାଲିଆସୁଥିବା ରଙ୍ଗଭେଦ, ଦାରିଦ୍ର୍ୟ, ସାମାଜିକ ଅସମାନତାକୁ ଦୂର କରିବାକୁ ବିଶେଷ ପ୍ରାଧାନ୍ୟ ଦିଆଯାଇଥିଲା । ରାଜନୈତିକ ଭାବେ ସେ ଗଣତାନ୍ତ୍ରିକ ସମାଜବାଦୀ ଚିନ୍ତାଧାରାରେ ବିଶ୍ୱାସ ରଖିଥିଲେ ଏବଂ ଆଫ୍ରିକୀୟ ଜାତୀୟ କଂଗ୍ରେସର ସଭାପତି ଭାବେ ୧୯୯୧ରୁ ୧୯୯୭ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ । ଅନ୍ତର୍ଜାତୀୟ ପଦବୀ ଭାବେ "ନନ-ଆଲାଇନଡ ମୁଭମେଣ୍ଟ"ର ସାଧାରଣ-ସଚିବ ଭାବେ ୧୯୯୮-୧୯୯୯ ପାଇଁ କାର୍ଯ୍ୟରତ ଥିଲେ । ଯୋସା ସଂପ୍ରଦାୟର ଥେମ୍ବୁ ରାଜପରିବାରରେ ଜନ୍ମ ଗ୍ରହଣ କରି ମଣ୍ଡେଲା ଫୋର୍ଟ ହାରେ ବିଶ୍ୱ ବିଦ୍ୟାଳୟ ଓ ୱିଟୱାଟର୍ସରାଣ୍ଡ ବିଶ୍ୱବିଦ୍ୟାଳୟରେ ଆଇନ ଶିକ୍ଷା କରିଥିଲେ । ଜୋହାନ୍ସବର୍ଗରେ ରହିବା ସମୟରେ ଔପନିବେଶ ବିରୋଧୀ ରାଜନୀତିରେ ଅଂଶଗ୍ରହଣ କରି ଆଫ୍ରିକୀୟ ଜାତୀୟ କଂଗ୍ରେସରେ ଯୋଗଦେଇଥିଲେ ଓ ଏହାର ଯୁବ ସଂଘର ପ୍ରତିଷ୍ଠାତା ସଭ୍ୟ ଥିଲେ । ୧୯୪୮ରେ ନ୍ୟାସନାଲ ପାର୍ଟିର "ଆଫ୍ରିକାନ" ଜାତୀୟତାବାଦୀ ମାନେ ସରକାର ଗଠନ କରି କ୍ଷମତାକୁ ଆସିବା ପରେ ଅପାର୍ଥିଡ଼କୁ ନୀତିକୁ ପ୍ରାଧାନ୍ୟ ଦେଇଥିଲେ, ଏବଂ ସେହି ସମୟରେ ମଣ୍ଡେଲା ଜାତୀୟ କଂଗ୍ରେସଦ୍ୱାରା ୧୯୫୨ରେ ହୋଇଥିବା ଅସହଯୋଗ ଆନ୍ଦୋଳନରେ ପ୍ରମୁଖ ଭୂମିକା ଗ୍ରହଣ କରି ଟ୍ରାନ୍ସଭାଲ କଂଗ୍ରେସର ସଭାପତି ନିର୍ବାଚିତ ହୋଇଥିଲେ ଏବଂ ୧୯୫୫ରେ "ପିପୁଲ ଅଫ କଂଗ୍ରେସ"କୁ ଉଦବୋଧନ ଦେଇଥିଲେ । ଜଣେ ଓକିଲ ଭାବେ କାର୍ଯ୍ୟ କରୁଥିବା ସମୟରେ ସନ୍ଦେହଜନକ କାର୍ଯ୍ୟକଳାପ ପାଇଁ ଓ ଜାତୀୟ କଂଗ୍ରେସ ନେତା ଭାବେ ୧୯୫୫ରୁ ୧୯୬୧ ଯାଏଁ ଦେଶଦ୍ରୋହ ପାଇଁ ଅଭିଯୁକ୍ତ ହୋଇଥିଲେ ମଧ୍ୟ ଶେଷରେ ନିର୍ଦ୍ଦୋଷ ସାବ୍ୟସ୍ତ ହୋଇଥିଲେ । ଯଦିଓ ଆନ୍ଦୋଳନ ଆରମ୍ଭରେ ସେ ଅହିଂସା ନୀତିରେ ବିଶ୍ୱାସ ରଖିଥିଲେ; କିନ୍ତୁ ସାଉଥ ଆଫ୍ରିକାନ କମ୍ୟୁନିଷ୍ଟ ପାର୍ଟି ସହ ମିଶି ୧୯୬୧ରେ "ଉମଖୋଂତ ୱେ ସିଜୱେ" ନାମରେ ଏକ ସଶସ୍ତ୍ର ବାହିନୀ ଗଠନ କରି, ସରକାର ବିରୁଦ୍ଧରେ ବହୁ ବୋମାମାଡ଼ର ନେତୃତ୍ୱ ନେଇଥିଲେ । ୧୯୬୨ ମସିହାରେ ଗଣସଂହାର ଓ ଅନ୍ତର୍ଘାତୀ କାର୍ଯ୍ୟପାଇଁ ଦୋଷୀ ସାବ୍ୟସ୍ତ ହୋଇ ରିଭିନିଆ ଶୁଣାଣୀରେ ଆଜୀବନ କାରାବାସ ପାଇଁ ଦଣ୍ଡ ପାଇଥିଲେ । ରଙ୍ଗଭେଦ ନୀତି ଓ ଅପାର୍ଥିଡ଼ ବିରୋଧରେ ଲଢ଼ି ସେ ନିଜ ଜୀବନକାଳର ୨୭ ବର୍ଷ କାଳ ରୋବେନ ଦ୍ୱୀପର କାରାଗାର, ପୋଲ୍ସମୁର କାରାଗାର ଓ ଭିକ୍ଟର ଭର୍ଷ୍ଟର କାରାଗାରରେ କଟାଇଥିଲେ । ତାଙ୍କୁ ମୁକ୍ତ କରିବା ପାଇଁ ଆନ୍ତର୍ଜାତିକ ଚାପ ବଢ଼ିବାରୁ ୧୯୯୦ରେ ଛାଡ଼ ପାଇଥିଲେ । ଜାତୀୟ କଂଗ୍ରେସର ସଭାପତି ଥିବା ସମୟରେ ମଣ୍ଡେଲା ନିଜର ଆତ୍ମଜୀବନୀ ପ୍ରକାଶ କରିଥିଲେ ଓ ତତକାଳୀନ ରାଷ୍ଟ୍ରପତି ଏଫ.ଡବଲ୍ୟୁ.
'ରବୀନ୍ଦ୍ରନାଥ ଠାକୁର ' ( (listen); ଛାଞ୍ଚ:IPA-bn), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିତ, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା । ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା ।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା' ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ । ରବୀନ୍ଦ୍ରନାଥଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ, ୧୩ଟି ଉପନ୍ୟାସ, ୩୬ଟି ପ୍ରବନ୍ଧ, ୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି । ଗୀତାଞ୍ଜଳିର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ, ତାଜା, ସୁମଧୁର କବିତା; ୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇଂରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କଦ୍ୱାରା ରଚିତ ସଂଗୀତ ୨ଟି ଦେଶ, ନିଜ ନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି: ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା" । ଶ୍ରୀଲଙ୍କାର ଜାତୀୟ ସଂଗୀତ ମଧ୍ୟ ଟାଗୋରଙ୍କଠାରୁ ପ୍ରେରଣା ଲାଭ କରିଥିଲା । ଗୋଟେ ପିରାଲୀ ବ୍ରାହ୍ମଣ କଲିକତାର ପୈତୃକ ସମ୍ଭ୍ରାନ୍ତ ଶ୍ରେଣୀର ଲୋକ ଜେସର ସହର ସହ ସମ୍ପର୍କିତ, ସେ ଯେତେବେଳେ ୮ବର୍ଷ ବୟସର ହେଇଥିଲେ ସେତେବେଳେ ସେ ଲେଖା ଆରମ୍ଭ କରିଥିଲେ । ଷୋହଳ ବର୍ଷ ବୟସରେ, ସେ ଭାନୁସିଂହ ନାମକ ଛଦ୍ମ ନାମ ଉପଯୋଗ କରି ନିଜର କବିତାକୁ ଉନ୍ମୋଚନ କରିଥିଲେ । ସେହି କବିତାଗୁଡିକୁ ସାହିତ୍ୟିକ ମହଲରୁ ଅନେକ ପ୍ରଶଂସା କରାଯାଇଥିଲା । ଅନୁବାଦରେ ତାଙ୍କ କବିତା ଅଧ୍ୟତ୍ମିକ ଓ ସୁଲଳିତ ଥିଲା ,କିନ୍ତୁ ତାଙ୍କର ରୁଚିପୂର୍ଣ ଗଳ୍ପ ଓ ସୁମଧୁର କବିତା ବହୁତ ସମୟ ପର୍ଯ୍ୟନ୍ତ ବଙ୍ଗଳା ବାହାରେ ଜଣା ନ ଥିଲା ।୧୮୭୭ ମସିହାରେ ସେ ନିଜେ ଛୋଟ ଗଳ୍ପ ଓ ନାଟକ ନିଜ ନାମରେ ପ୍ରକାଶନ କରି ଥିଲେ । ସେ ଜଣେ ମାନବବାଦୀ, ଭୌମିକତା, ଅନ୍ତରାଷ୍ଟ୍ରୀୟବେଦୀ ଥିଲେ । ସେ ବ୍ରିଟିଶ ଶାସନର ନିନ୍ଦା ଓ ଭାରତର ସ୍ୱଧୀନ ପାଇଁ ଓକିଲାତି କରୁଥିଲେ । ବଙ୍ଗଳା ପୁନଃଜାଗରଣ ର ପ୍ରତିବାଦକ ରୂପରେ ,ସେ ଚିତ୍ର, ଚିତ୍ରାଙ୍କନ , ୧୦୦ ବହି, କିଛି ୨୦୦୦ ସଂଖ୍ୟକ କବିତା, ଇଚ୍ଛାପତ୍ର ସାମିଲ ଥିଲା, ତାଙ୍କଦ୍ୱାରା ବିଶ୍ୱ ଭାରତୀୟ ବିଶ୍ୱବିଦ୍ୟାଳୟ ସ୍ଥାପିତ ହୋଇଥିଲା ।
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।
ଚନ୍ଦ୍ରଗୁପ୍ତ ଓ ବିନ୍ଦୁସାରଙ୍କ ରାଜତ୍ୱ କାଳରେ କଳିଙ୍ଗ ଏକ ଶକ୍ତିଶାଳୀ ଓ ସ୍ୱାଧୀନ ରାଷ୍ଟ୍ର ଥିଲା । କିନ୍ତୁ ଅଶୋକ ରାଜ୍ୟାଭିଷେକର ଅଷ୍ଟମବର୍ଷରେ ଅର୍ଥାତ ଖ୍ରୀ.ପୂ:୨୬୧ରେ କଳିଙ୍ଗ ଆକ୍ରମଣ କରି ଜୟଲାଭ କରିଥିଲେ । ତାଙ୍କର ତ୍ରୟୋଦଶ ଶିଳାନୁଶାସନରେ କଳିଙ୍ଗ ଯୁଦ୍ଧର ରୋମାଞ୍ଚକର ବିଭୀଷିକା ବର୍ଣ୍ଣିତ ହୋଇଛି । ଏହି ଯୁଦ୍ଧରେ ଏକଲକ୍ଷ ଲୋକ ନୀହତ ହୋଇଥିଲେ । ଦେଢ଼ଲକ୍ଷ ଲୋକ ବନ୍ଦୀହୋଇ ଦେଶାନ୍ତରକୁ ପ୍ରେରିତ ହୋଇଥିଲେ ଏବଂ ପ୍ରାୟ ସେହି ସଂଖ୍ୟକ ବ୍ୟକ୍ତି ଯୁଦ୍ଧ ପର ଅବସ୍ଥାରେ ଆହାତ , ରୋଗାକ୍ରାନ୍ତ କିମ୍ବା ବୁଭୁକ୍ଷୁ ହୋଇ ମୃତ୍ୟୁମୂଖରେ ପଡ଼ିଥିଲେ । କଳିଙ୍ଗ ଯୁଦ୍ଧ ବୌଦ୍ଧ ଧର୍ମ ତଥା ପୃଥିବୀର ଇତିହାସରେ ଏକ ଯୁଗାନ୍ତକାରୀ ଘଟଣା । ଏହି ଯୁଦ୍ଧର ଦାରୁଣ ପରିଣତି ଅଶୋକଙ୍କ ମନରେ ଗଭୀର ଦୁଃଖ ଓ ଅନୁତାପ ଜାତ କରିଥିଲା । ହିଂସା ପ୍ରଣୋଦିତ ତରବାରିର ଜୟ ଜୟ ନୁହେଁ, ମାନବ-ହୃଦୟକୁ ଜୟ କରିବା ହିଁ ପ୍ରକୃତ ଜୟ ବୋଲି ଅନୁଭବ କରି ଅଶୋକ ଅସ୍ତ୍ର ପରିତ୍ୟାଗ କଲେ । ଉପଗୁପ୍ତ ନାମକ ଜଣେ ବୌଦ୍ଧ ସନ୍ନ୍ୟାସୀଙ୍କ ସଂସ୍ପର୍ଶରେ ଆସି ଅଶୋକ ବୌଦ୍ଧ ଧର୍ମ ଗ୍ରହଣ କରିଥିଲେ । ଏହା ପରେ ସତ୍ୟ ଓ ଅହିଂସା ବଳରେ ସେ ମାନବ ହୃଦୟକୁ ଜୟ କରିବା ପାଇଁ ଆତ୍ମ ନିୟୋଗ କଲେ । ସେ ନିଜ ବିଜୟ ପରେ ସୁନ୍ଦର ଭାବେ ଗଢ଼ି ତୋଳିଲେ ଓ ନିଜ ସାମ୍ରାଜ୍ୟରେ ମିଶେଇ ଥିଲେ।
ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS-CoV-2) ସୃଷ୍ଟି ହୋଇଥିବା ସଂକ୍ରାମକ ରୋଗ କରୋନାଭୂତାଣୁର ବିଶ୍ୱବ୍ୟାପୀ ମହାମାରୀ ୨୦୧୯ (କୋଭିଡ-୧୯/COVID-19) ପ୍ରଥମେ ୨୦୨୦ ମାର୍ଚ୍ଚ ୧୬ ତାରିଖରେ ଓଡ଼ିଶାରେ ବ୍ୟାପିଥିବା କଥା ନିଶ୍ଚିତ ହୋଇଥିଲା । ପ୍ରଥମ ସଂକ୍ରମିତ ରୋଗୀ ଇଟାଲୀରୁ ନୂଆ ଦିଲ୍ଲୀ ଦେଇ ଫେରିଥିବା ଜଣେ ଓଡ଼ିଆ । ରୋଗ ଚିହ୍ନଟ ହେବା ପରେ ସେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସପିଟାଲରେ ଚିକିତ୍ସିତ ହୋଇ ଅପ୍ରେଲ ୩ ତାରିଖ ଦିନ ସୁସ୍ଥ ହୋଇ ବାହାରିଥିଲେ । ଅପ୍ରେଲ ୪ ତାରିଖ ସୁଦ୍ଧା ଓଡ଼ିଶାର ମୋଟ ରୋଗୀ ସଂଖ୍ୟା ୨୦ ହୋଇଥିଲା । ଆଗରୁ ସମଗ୍ର ଭାରତରେ ୨୦୨୦ ଅପ୍ରେଲ ୨୪ରୁ ଅପ୍ରେଲ ୧୪ ଯାଏ ଲାଗୁ ହୋଇଥିବା ତାଲାବନ୍ଦ (ଲକଡାଉନ) ଭିତରେ କୋଭିଡ-୧୯ ଅଧିକ ବ୍ୟାପିବାରୁ ରୋକିବା ପାଇଁ ଓଡ଼ିଶା ସରକାର ଭୁବନେଶ୍ୱର, କଟକ ଓ ଭଦ୍ରକ ୪୮ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ ଅପ୍ରେଲ ୪ ତାରିଖ ଦିନ ନିଷ୍ପତ୍ତି ନେଇଥିଲେ ।ଓଡ଼ିଶା ୨୦୨୦ ମାର୍ଚ୍ଚ ମାସ ଆରମ୍ଭରେ କୋଭିଡ-୧୯ ସଂକ୍ରମଣକୁ ରୋକିବା ପାଇଁ ପ୍ରସ୍ତୁତି ହେବା ଆରମ୍ଭ କରିଥିଲା । ଏହି ମହାମାରୀର ପରିଚାଳନା ପାଇଁ ଓଡ଼ିଶା ସରକାର ଓଡ଼ିଶା କୋଭିଡ-୧୯ ନିୟମାବଳୀ, ୨୦୨୦ ଲାଗୁକରିବା ସହ ଏହି ଉଦ୍ଦେଶ୍ୟରେ ଗଠିତ କୋଭିଡ-୧୯ ମୁକାବିଲା କମିଟିର ମୁଖ୍ୟ ଭାବେ ସୁବ୍ରତ ବାଗଚୀଙ୍କୁ ନିଯୁକ୍ତି ଦେଇଥିଲେ ।ଏହାଛଡା କରୋନା ସଂକ୍ରମଣ ଏବଂ ତଜ୍ଜନିତ ତାଲାବନ୍ଦ ଭଳି ଅଭାବନୀୟ ପରିସ୍ଥିତିରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଆମଦାନି ତଥା ରପ୍ତାନୀ ନିୟନ୍ତ୍ରଣ କରିବା ସହ ଲକଡାଉନ ବା ସଟଡାଉନ ଭଳି ପରିସ୍ଥିତିରେ ଆଇନ ଉଲ୍ଲଙ୍ଘନକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନକୁ ଆଇନ ସମ୍ମତ କରିବା ନିମିତ୍ତ ଓଡ଼ିଶା ସରକାରଙ୍କଦ୍ୱାରା ପ୍ରଣୀତ "The Epidemic Diseases (Amendment) Ordinance, 2020" ଅଧ୍ୟାଦେଶ ଏପ୍ରିଲ ୭ ତାରିଖରେ ରାଜ୍ୟପାଳଙ୍କ ସ୍ୱୀକୃତି ଲାଭ କରିଛି ।
ଏହି ଲେଖାଟି ଗୋଦାବରୀଶ ମହାପାତ୍ରଙ୍କ ଲିଖିତ କାହାଣୀ ମାଗୁଣିର ଶଗଡ଼ ବାବଦରେ । ଅନ୍ୟ ବ୍ୟବହାର ନିମନ୍ତେ ମାଗୁଣିର ଶଗଡ଼ (କଥାଚିତ୍ର) ଦେଖନ୍ତୁ ।ମାଗୁଣିର ଶଗଡ଼ ଗୋଦାବରୀଶ ମହାପାତ୍ରଙ୍କ ରଚିତ ଏକ ଓଡ଼ିଆ ଉପନ୍ୟାସ । ଗାଁକୁ ମଟର ଚାଳିତ ବସ ଆସିବା ଯୋଗୁ ଶଗଡ଼ ଚାଳକ ମାଗୁଣିର ଅବସ୍ଥା କିପରି ହୁଏ, ଏହି ବିଷୟବସ୍ତୁକୁ ନେଇ ଉପନ୍ୟାସଟି ଲିଖିତ । ଏହି କାହାଣୀକୁ ନେଇ ୨୦୦୧ ମସିହାରେ ପ୍ରଫୁଲ୍ଲ ମହାନ୍ତି ଏକ ଚଳଚ୍ଚିତ୍ର ନିର୍ମାଣ କରିଥିଲେ ।
ନଟବର ସାମନ୍ତରାୟ (୨୩ ଡିସେମ୍ବର ୧୯୧୮ - ୧୭ ଅଗଷ୍ଟ ୨୦୦୦) ଜଣେ ଓଡ଼ିଆ ଲେଖକ ଓ ସାହିତ୍ୟ ସମୀକ୍ଷକ ଥିଲେ । ତାଙ୍କର କେତେକ ଜଣାଶୁଣା ସାହିତ୍ୟ-ଐତିହାସିକ ରଚନାବଳୀଗୁଡ଼ିକ ମଧ୍ୟରୁ ଓଡ଼ିଆ ସାହିତ୍ୟର ଇତିହାସ (୧୮୦୩-୧୯୨୦) , ଆଧୁନିକ ଓଡ଼ିଆ ସାହିତ୍ୟର ଭିତ୍ତିଭୂମି, ଏବଂ ବ୍ୟାସକବି ଫକୀରମୋହନ ଆଦି ପ୍ରମୁଖ । ତାଙ୍କ ସମୀକ୍ଷା ଲିଖନସବୁ ଜଣାଶୁଣା ଓଡ଼ିଆ ଲେଖକ ଫକୀରମୋହନ ସେନାପତି ଓ ରାଧାନାଥ ରାୟ ଆଦିଙ୍କ ରଚନା ଉପରେ ପର୍ଯ୍ୟବସିତ । ତାଙ୍କ ଐତିହାସିକ ଗବେଷଣା ବ୍ରିଟିଶ ଶାସନ କାଳରେ ଉପକୂଳ ଓଡ଼ିଶା ଉପରେ ତାହାର ପ୍ରଭାବକୁ ନେଇ ୧୮୦୩ ମସିହାରୁ ୧୯୨୦ ମସିହା ଭିତରେ ପ୍ରକାଶିତ ପ୍ରମୁଖ ଓଡ଼ିଆ ରଚନାବଳୀ ଏବଂ ତାତ୍କାଳୀକ ଆଧୁନିକ ଓଡ଼ିଆ ସାହିତ୍ୟ ଉପରେ ବ୍ରିଟିଶ ଶାସନର ପ୍ରଭାବର ଏକ ସବିଶେଷ ବିଶ୍ଳେଶଣ ।
ଲିନକ୍ସ (ଇଂରାଜୀ:linux) ଅଧିକାଂଶ କ୍ଷେତ୍ରରେ ଇଉନିକ୍ସ(UNIX) ପରି ମନେହୁଏ ଓ ଇଉନିକ୍ସ ପରି ଦେଖାଯାଏ । କିନ୍ତୁ ଲିନକ୍ସ , ଇଉନିକ୍ସ ଅପେକ୍ଷା ନୂଆ ଅଟେ । ଏହାର ଗଠନ ଆରମ୍ଭ ହେଲା ୧୯୯୧ରେ , ଯେତେବେଳେ ଜଣେ ଫିନ୍ (Finnish) ଛାତ୍ର "ଲିନସ ଟରୱାଲଡସ୍" (Linus Torvalds) ଲିନକ୍ସର ଲେଖା ଆରମ୍ଭ କଲେ, ୮୦୩୮୬ ପ୍ରୋସେସର ପାଇଁ ଏକ ଛୋଟିଆ କର୍ନେଲ(Kernel) ଟିଏ ।ବିକାଶର ପ୍ରାରମ୍ଭରୁ ହିଁ , ଲିନକ୍ସର ସୋର୍ସ୍ କୋଡ୍(Sorce Code) ମାଗଣାରେ ଇଣ୍ଟର୍ନେଟରେ ଉପଲବ୍ଧ ହେଉଥିଲା । ତଦ୍ଦ୍ୱାରା ଲିନକ୍ସର ଇତିହାସକୁ ସାରା ବିଶ୍ୱର ବ୍ୟବହାରକାରୀ ପରିପୃଷ୍ଠ କରି ଚାଲିଲେ । ପ୍ରଥମ କର୍ନେଲ, ଯେଉଁଥିରେ ଇଉନିକ୍ସ ସିଷ୍ଟମର ଅଳ୍ପ କିଛି ଅଂଶ ବ୍ୟବହାର କରାଯାଇଥିଲା, କ୍ରମେ ଏହା ଇଉନିକ୍ସର ଅନ୍ୟାନ୍ୟ ବହୁତ ବିଭାଗକୁ ମିଶାଇ ଚାଲିଲା ।
ଭାରତୀୟ ସମ୍ବିଧାନ ଏକ ଗଣତାନ୍ତ୍ରିକ ସାଧାରଣତନ୍ତ୍ର ସ୍ଥାପନ କରିଛି ।ତେଣୁ ସାଧାରଣତନ୍ତ୍ରରେ ଏହାର ଅଧିକାରୀମାନଙ୍କ କାର୍ଯ୍ୟକାରିତା କେତେ ସ୍ୱଚ୍ଛ, ଦୁର୍ନୀତିମୁକ୍ତ, ସୀମିତ ସମ୍ବଳର ସର୍ବୋଚ୍ଚ ବିନିଯୋଗ କିପରି ହେଉଛି ,ଦୁର୍ନୀତିର ନିରାକରଣ ତଥା ସରକାର ଓ ଏହାର ପରିକରଣଗୁଡିକୁ ଶାସିତମାନଙ୍କ ନିକଟରେ ଉତ୍ତରଦାୟୀ କରିବା ପାଇଁ ସୂଚନା ଅଧିକାର ଆଇନ କାର୍ଯ୍ୟ କରୁଅଛି ।ଜୀବନ, ସ୍ୱତନ୍ତ୍ରତା ଓ ନିରାପତ୍ତାର ଅଧିକାର ହେଉଛି ସର୍ବାଧିକ ଗୁରୁତ୍ତ୍ୱପୂର୍ଣ୍ଣ ଅଧିକାର ଯାହାମଧ୍ୟରେ ଅନ୍ତର୍ଗତ ରହିଛି ସୂଚନା ଅଧିକାର ଭଳି ଅନ୍ୟ କେତକ ଅଧିକାର।ଏହା ଭାରତୀୟ ମୌଳିକ ଅଧିକାର ଅନ୍ତର୍ଗତ ୧୯ ଧାରାରେ ଦିଆଯାଇଥିବା ବଚ଼ନ ଓ ଅଭିବ୍ୟକ୍ତିର ସ୍ୱାଧୀନତାର ଅର୍ନ୍ତଭୁକ୍ତ । ଏହାଦ୍ୱାରା ଜନସାଧାରଣମାନେ କୌଣସି ବିଷୟରେ ମଧ୍ୟ ସୂଚନା ପାଇପାରିବେ ।ସରକାରୀ କର୍ତ୍ତୃପକ୍ଷ ନିୟନ୍ତ୍ରଣରେ ଥିବା ତଥ୍ୟ ସମୂହର ସୂଚନା ସଂଗ୍ରହ ପାଇଁ ନାଗରିକମାନଙ୍କର ଅଧିକାରକୁ ରୂପାୟନ କରାଇ ସେମାନଙ୍କୁ ସୂଚନା ପ୍ରଦାନ କରିବା ଏହି ଅଧିକାରର କାର୍ଯ୍ୟ ।ଏଥିପାଇଁ କେନ୍ଦ୍ର ସୂଚନା ଆୟୋଗ ଏବଂ ରାଜ୍ୟରେ ରାଜ୍ୟ ସୂଚନା ଆୟୋଗ ରହିବେ ।ଏଥିସହ ସଂପୃକ୍ତ ଆନୁସଙ୍ଗିକ ବିଷୟଗୁଡିକ ନିମନ୍ତେ ବ୍ୟବସ୍ଥା କରିବା ପାଇଁ ଏହି ଅଧିନିୟମ ରହିଛି ।
ଭଣ୍ଡ ଗଣେଶ ହେଉଛନ୍ତି ଗଣେଶଙ୍କର ଏକ ସ୍ୱରୂପ । ଶ୍ରୀମନ୍ଦିରର ଭିତର ବେଢ଼ାରେ ପଶ୍ଚିମ ଦ୍ୱାରର ଦକ୍ଷିଣକୁ ଭଣ୍ଡ ଗଣେଶ ମନ୍ଦିର ଅବସ୍ଥିତ । ଶ୍ରୀମନ୍ଦିର ସ୍ୱତ୍ୱଲିପି (୨ୟ ଭାଗ)ରେ ଏହି ମନ୍ଦିରର ନାମ କାଞ୍ଚି ଗଣେଶଙ୍କର ମନ୍ଦିର ବୋଲି ଉଲ୍ଲେଖ ଅଛି । ଭିତର ବେଢ଼ା ପ୍ଳଟ୍ ନଂ ୬୫ରେ ଏହି ମନ୍ଦିର ଅବସ୍ଥିତ । ଏହି ମନ୍ଦିରରେ ଥିବା ଗଣେଶଙ୍କୁ ଭଣ୍ଡ ଗଣେଶ କୁହାଯାଏ । ଏହି ଗଣେଶ ବିଗ୍ରହ କାଞ୍ଚି ଶିଳ୍ପକଳାର ଏକ ନିଦର୍ଶନ । ଶ୍ରୀମନ୍ଦିରର ଜଣେ ପ୍ରଧାନ ସେବକ ଭିତରଛ ମହାପାତ୍ର ହେଉଛନ୍ତି ଏହାର ମାରଫତ୍ଦାର ଓ ସେବକ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧ - ୨୩ ଅଗଷ୍ଟ ୧୯୩୮) ଜଣେ ଓଡ଼ିଆ କବି ଥିଲେ । ସେ ଏକାଧାରରେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । କୁନ୍ତଳା ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ବିଖ୍ୟାତ ଜର୍ମାନ ଗଣିତଜ୍ଞ । ସେଟ୍ ତତ୍ୱର ଉଦ୍ଭାବକ ଭାବେ ପ୍ରସିଦ୍ଧ । ଜୀବନୀ-1970 ଦଶକ ପର୍ଯ୍ୟନ୍ତ, କ୍ୟାଣ୍ଟର ଉପରେ ମୁଖ୍ୟ ଏକାଡେମିକ୍ ପ୍ରକାଶନଗୁଡ଼ିକ ଆର୍ଥର୍ ମୋରିଜ୍ ଶୋନ୍ଫ୍ଲାଇସ୍ (1927)ଙ୍କଦ୍ୱାରା କ୍ଷୁଦ୍ର ମନୋଗ୍ରାଫ୍ ଥିଲା - ମୁଖ୍ୟତ M ମିଟାଗ୍-ଲେଫଲର - ଏବଂ ଫ୍ରେଙ୍କେଲ (1930) ସହିତ ଚିଠି | ଉଭୟ ଦ୍ୱିତୀୟ ଏବଂ ତୃତୀୟ ହାତରେ ଥିଲେ; କିମ୍ବା ତାଙ୍କ ବ୍ୟକ୍ତିଗତ ଜୀବନରେ ଅଧିକ କିଛି ନଥିଲା | ଏହି ଫାଙ୍କଟି ମୁଖ୍ୟତ Eric ଏରିକ୍ ମନ୍ଦିର ବେଲର ମେନ ଅଫ୍ ଗଣିତ (1937)ଦ୍ୱାରା ପୂର୍ଣ୍ଣ ହୋଇଥିଲା, ଯାହା କାଣ୍ଟୋରଙ୍କ ଆଧୁନିକ ଜୀବନୀ ମଧ୍ୟରୁ ଜଣେ “ବୋଧହୁଏ ଗଣିତ ଇତିହାସରେ ବହୁଳ ଭାବରେ ପଢ଼ାଯାଇଥିବା ଆଧୁନିକ ପୁସ୍ତକ” ଭାବରେ ବର୍ଣ୍ଣନା କରିଥିଲେ; ଏବଂ "ସବୁଠାରୁ ଖରାପ" ଭାବରେ | ବେଲ ତାଙ୍କ ପିତାଙ୍କ ସହ ଓଡିପାଲ ଭାବରେ କ୍ୟାଣ୍ଟରଙ୍କ ସମ୍ପର୍କ, କ୍ରୋନେକରଙ୍କ ସହିତ ଦୁଇ ଯିହୁଦୀଙ୍କ ମଧ୍ୟରେ rel ଗଡ଼ା ଏବଂ କ୍ୟାଣ୍ଟରଙ୍କ ପାଗଳତା ତାଙ୍କ ଗଣିତ ପାଇଁ ଗ୍ରହଣ କରିବାରେ ବିଫଳ ହେବା କାରଣରୁ ରୋମାଣ୍ଟିକ ନିରାଶା ଭାବରେ ଉପସ୍ଥାପନ କରିଥିଲେ | ଗ୍ରେଟାନ୍-ଗିନିଜ୍ (1971) ଜାଣିବାକୁ ପାଇଲେ ଯେ ଏହି ଦାବିଗୁଡିକ ମଧ୍ୟରୁ କ true ଣସିଟି ସତ୍ୟ ନୁହେଁ, କିନ୍ତୁ ଅନ୍ୟ କ nar ଣସି କାହାଣୀର ଅନୁପସ୍ଥିତି ହେତୁ ସେଗୁଡିକ ମଧ୍ୟବର୍ତ୍ତୀ ସମୟର ଅନେକ ପୁସ୍ତକରେ ମିଳିପାରେ | ବେଲଠାରୁ ସ୍ୱାଧୀନ କିମ୍ବଦନ୍ତୀ ଅଛି - ଯେଉଁଥିରେ କ୍ୟାଣ୍ଟରଙ୍କ ପିତାଙ୍କୁ ଏକ ପ୍ରତିଷ୍ଠାତା ବୋଲି କୁହାଯାଏ, ଅଜ୍ଞାତ ପିତାମାତାଙ୍କଦ୍ୱାରା ପିଟର୍ସବର୍ଗକୁ ପଠାଯାଇଥିଲା | ଜୋସେଫ ଡାଉବେନଙ୍କ ଜୀବନୀରେ ବେଲଙ୍କ ପୁସ୍ତକର ଏକ ସମାଲୋଚନା ରହିଛି। ଡାବନ୍ ଲେଖିଛନ୍ତି: କ୍ୟାଣ୍ଟର ତାଙ୍କର କେତେକ ଭିଟୁପେରେଟିଭ୍ ଚିଠି, ଏବଂ ବିଟ୍ରାଜ୍ର ଏକ ଅଂଶକୁ ଉତ୍ସର୍ଗ କରିଥିଲେ, ଯାହା ଥୋମା, ଡୁ ବୋଇସ୍ ରେମଣ୍ଡଙ୍କ କାର୍ଯ୍ୟ ମାଧ୍ୟମରେ ଜର୍ମାନୀରୁ ବ୍ୟାପିଥିବା 'ଗଣିତର ଅସୀମ କଲେରା ବ୍ୟାକିଲସ୍' ଭାବରେ ସେ ବର୍ଣ୍ଣନା କରିଥିଲେ। ଏବଂ ଷ୍ଟୋଲଜ୍, ଇଟାଲୀୟ ଗଣିତକୁ ସଂକ୍ରମିତ କରିବା ପାଇଁ ...
ଯୌନ କ୍ରିୟା ସଞ୍ଚାରିତ ସଂକ୍ରମଣ (ଇଂରାଜୀରେ Sexually transmitted infections ବା STI), ଅନ୍ୟ ନାମ ଯୌନ କ୍ରିୟା ସଞ୍ଚାରିତ ରୋଗ ସମୂହ (STD) ଓ ଭେନେରିଆଲ ରୋଗ ଇଂରାଜୀରେ venereal diseases (VD); ଅନେକ ପ୍ରକାର ସଂକ୍ରାମକ ରୋଗକୁ ବୁଝାଏ ଯାହା ମନୁଷ୍ୟର ଯୌନକ୍ରିୟାଦ୍ୱାରା (ମୁଖ୍ୟତଃ ଯୋନୀପଥ ଯୌନ ସଙ୍ଗମ, ମଳଦ୍ୱାର ସଙ୍ଗମ ଓ ମୁଖ ସଙ୍ଗମ) ସଞ୍ଚାରିତ ହୁଏ । ଅଧିକାଂଶ ରୋଗ ଆରମ୍ଭରୁ କୌଣସି ଲକ୍ଷଣ ଦେଖାନ୍ତି ନାହିଁ । ତେଣୁ ରୋଗ ଅନ୍ୟ ସୁସ୍ଥ ଲୋକମାନଙ୍କୁ ସଂକ୍ରମିତ ହେବା ସମ୍ଭାବନା ଅଧିକ ରହେ । ଏହାର ଲକ୍ଷଣ ଓ ଚିହ୍ନ ମଧ୍ୟରେ ଯୋନୀପଥ ବିସର୍ଜନ, ପୁଲିଙ୍ଗ ବିସର୍ଜନ, ଯୌନାଙ୍ଗ ଓ ଏହା ଚାରପାଖରେ ଘାଆ ଓ ବସ୍ତିଦେଶରେ ଯନ୍ତ୍ରଣା ହୁଏ । ଜନ୍ମ ପୂର୍ବରୁ ଓ ଜନ୍ମ ସମୟରେ ଏହି ରୋଗ ସଂକ୍ରମିତ ହେଲେ ଫଳାଫଳ ଖରାପ ହୁଏ । କେତେକ ରୋଗରେ ମହିଳାମାନେ ଗର୍ଭବତୀ ହୋଇପାରନ୍ତି ନାହିଁ । .
ଶାନ୍ତନୁ ଆଚାର୍ଯ୍ୟ (ଜନ୍ମ: ୧୫ ମଇ ୧୯୩୩) ଜଣେ ଓଡ଼ିଆ ଗାଳ୍ପିକ, ଔପନ୍ୟାସିକ ଓ ଶିଶୁ ସାହିତ୍ୟିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ । ଶାନ୍ତନୁ ପ୍ରଥମେ ସମ୍ବଲପୁରର ଓରିଏଣ୍ଟ କାଗଜ କଳରେ କେମିଷ୍ଟ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହେବା ପରେ ୧୯୫୮ ମସିହା ଜାନୁଆରୀ ୩ତାରିଖରେ ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ, ପାରଳାଖେମୁଣ୍ଡିର ରସାୟନ ବିଭାଗରେ ଅଧ୍ୟାପକ ଭାବେ ଯୋଗ ଦେଇଥିଲେ । ତା'ଙ୍କ ସହ ସେହି ଦିନ ମହାପାତ୍ର ନୀଳମଣି ସାହୁ ମଧ୍ୟ ଓଡ଼ିଆ ବିଭାଗର ଅଧ୍ୟାପକ ଭାବେ ସେହି ମହାବିଦ୍ୟାଳୟରେ କାର୍ଯ୍ୟାରମ୍ଭ କରିଥିଲେ ।
ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦, ଅନ୍ୟମତ ୧୭୫୭ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ରୀତିଯୁଗୀୟ ଓଡ଼ିଆ କବି ଓ ଓଡ଼ିଶୀ ସଙ୍ଗୀତକାର ଅଟନ୍ତି। ତରୁଣ ବୟସରେ ସେ ବାଘ ଗୀତ, ଚଢ଼ାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି।ଅଭିମନ୍ୟୁ ସାମନ୍ତସିଂହାର ଓଡ଼ିଆ କବି ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦, ଅନ୍ୟମତ ୧୭୫୭ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ପୁରାତନ ଓଡ଼ିଆ କବି। ତରୁଣ ବୟସରେ ସେ ବାଘ ଗୀତ, ଚଢ଼ାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି। Quick Facts: ବିଦଗ୍ଧ କବିଅଭିମନ୍ୟୁ ସାମନ୍ତସିଂହାର ମହାପାତ୍ର, ଜନ୍ମ ଓ ଜନ୍ମସ୍ଥାନ ... ବିଦଗ୍ଧ କବି ଅଭିମନ୍ୟୁ ସାମନ୍ତସିଂହାର ମହାପାତ୍ର ଅଭିମନ୍ୟୁ ସାମନ୍ତସିଂହାର ଜନ୍ମ ଓ ଜନ୍ମସ୍ଥାନ ୨୩ ଫେବୃଆରୀ ୧୭୬୦ (ମାଘ ସପ୍ତମୀ) ବାଲିଆ, ଯାଜପୁର ଜିଲ୍ଲା 20°43′32″N 86°16′22″E ମୃତ୍ୟୁ ୧୫ ଜୁନ ୧୮୦୬ (ବୟସ ୪୬) (ରଜସଂକ୍ରାନ୍ତି) ବାଲିଆ, ଯାଜପୁର ଜିଲ୍ଲା ଜାତୀୟତା ଭାରତୀୟ ଜୀବିକା କବି ଜଣାଶୁଣା କାମ ବିଦଗ୍ଧ ଚିନ୍ତାମଣି ଜୀବନସାଥି ବିମଳା ଦେବୀ ବାପା ବୋଉ ଇନ୍ଦ୍ରଜିତ ସାମନ୍ତସିଂହାର ତୁଳସୀ ଦେବୀ ସମ୍ପର୍କୀୟ ନିମାଇଁ ଚରଣ ହରିଚନ୍ଦନ (ବଂଶଜ) ପରିବାର ସାମନ୍ତସିଂହାର ବଂଶ Close ଜୀବନୀ ସାମନ୍ତସିଂହାର ବଂଶ ଅଭିମନ୍ୟୁଙ୍କ ଆଦି ଜନ୍ମସ୍ଥାନ ଜୟପୁର ଅନ୍ତର୍ଗତ ଭାବଙ୍ଗର । । ସାମନ୍ତସିଂହାର ବଂଶ ସେ ବଂଶର ଅନେକ ପରବର୍ତ୍ତୀ ବୋଲି ଅନୁମାନ କରାଯାଏ । ଏ ବଂଶ ଖୋର୍ଦ୍ଧାର ଭୋଇବଂଶୀୟ ରାଜାଙ୍କଠାରୁ ବରୁଆଂପ୍ରଗନା-ଅନ୍ତର୍ଗତ ବାଲିଆ ଜମିଦାରୀ ପ୍ରାପ୍ତ ହୋଇଥିଲେ । ସାମନ୍ତସିଂହାର ଉପାଧି ସାମନ୍ତସିଂହାର ଉପାଧି କାହାଠାରୁ ପ୍ରାପ୍ତ ହୋଇଥିଲା ତାହା ନିଶ୍ଚିତରୂପେ ଜଣା ନାହିଁ । କେତେକଙ୍କ ମତେ ସେ ଅଞ୍ଚଳରେ ସେତେବେଳେ ବରପଦା ପ୍ରଭୃତି ନାମରେ ସାତ ଟପା ଥିଲା । ଏହି ସାତ ଟପାରେ ରଣସିଂହ ମହାପାତ୍ର, ଦକ୍ଷିଣରାୟ ମହାପାତ୍ର ପ୍ରଭୃତି ବିଭିନ୍ନ ରାଜୋପାଧିଧାରୀ ସାତ ସାମନ୍ତ ଥିଲେ । ଅଭିମନ୍ୟୁଙ୍କ ପୂର୍ବପୁରୁଷ ଏହି ସାମନ୍ତ ମଧ୍ୟରେ ଗଣ୍ୟ ନ ହେଉଥିଲେ ହେଁ ଏକ ସମୟରେ ସେ ବଂଶର ଜଣେ କେହି ଅପର ସାତ ସାମନ୍ତଙ୍କୁ ଗୋଟିଏ ମହା ବିପଦରୁ ବୁଦ୍ଧିବଳେ ରକ୍ଷା କରିଥିଲେ । ଏଥିରେ ସାମନ୍ତମାନେ ସନ୍ତୁଷ୍ଟ ହୋଇ 'ସାମନ୍ତସିଂହାର' ଅର୍ଥାତ୍ ସାମନ୍ତଭୂଷଣ ଉପାଧି ପ୍ରଦାନ କରିଥିଲେ । ସେହି ଉପାଧି ରାଜଦତ୍ତ ଉପାଧି ପ୍ରାୟ ସମ୍ମାନ ସହ ବଂଶପରମ୍ପରା ଚଳି ଆସୁଛି । ଜନନୀ ତୁଳସୀ ଦେବୀ ଉଦୟପୁର(ଲାଉଖିଆ) ଗ୍ରାମର ବିଖ୍ୟାତ ପଟ୍ଟନାୟକ ବଂଶରେ ଜନ୍ମଲାଭ କରିଥିଲେ । ସପତ୍ନୀମାନଙ୍କ ମଧ୍ୟରେ ସେ ଅଧିକ ଧର୍ମପରାୟଣା ଥିଲେ । ବଂଶାବଳୀ ବନ୍ଦକୀ ସାମନ୍ତସିଂହାର ମହାପାତ୍ର ଖୋସାଲି ସାମନ୍ତସିଂହାର ଇନ୍ଦ୍ରଜିତ ସାମନ୍ତସିଂହାର ଅଭିମନ୍ୟୁ ସାମନ୍ତସିଂହାର ମହାପାତ୍ର ସୁରଥ ଛୋଟରାୟ କବିଙ୍କର ଜନ୍ମ ୧୭୬୦ ମସିହା ଫେବୃଆରୀ ୨୩ତାରିଖ ଦିନ ଯାଜପୁର ଜିଲ୍ଲାର ବାଲିଆଠାରେ ହୋଇଥିଲା ।ବାଲିଆ ଗ୍ରାମ ଯାଜପୁର ଜିଲ୍ଲାର ପ୍ରସିଦ୍ଧ ବୌଦ୍ଧପୀଠ ଉଦୟଗିରିଠାରୁ ଅନତିଦୁରରେ ଅବସ୍ଥିତ। ତାଙ୍କର ପିତା ଥିଲେ ଜଣେ ଅପୁତ୍ରିକ ଜମିଦାର ଇନ୍ଦ୍ରଜିତ ସାମନ୍ତ ସିଂହାର । ସଦାନନ୍ଦ କବିସୂର୍ଯ୍ୟ ବ୍ରହ୍ମା ନାମରେ ଜଣେ ପଣ୍ଡିତଙ୍କ ଦେବପୂଜା ହେତୁ ଅଭିମନ୍ୟୁ ଜନ୍ମ ହେବାର ପ୍ରବାଦ ରହିଛି । ସେ ହି ଅଭିମନ୍ୟୁଙ୍କ ଗୁରୁ ଥିଲେ । ମାତ୍ର ୯ ବର୍ଷ ବୟସରେ ସେ ପ୍ରଥମ ପଦ୍ୟ ରଚନା କରିଥିଲେ। “ କରମଙ୍ଗା ଗଛ ଛାଇ ଗୋ, ମୋର ହୁଁ ଗୋ । କରମ ଯାହାର ସଫଳ ହୋଇବ, କୃଷ୍ଣଙ୍କୁ ଲଭିବ ସେହି ଗୋ, ମୋର ହୁଁ ଗୋ । ” — ଅଭିମନ୍ୟୁ ସାମନ୍ତସିଂହାର ସାହିତ୍ୟ କୃତି ବିଦଗ୍ଧ ଚିନ୍ତାମଣି ପ୍ରେମ କଳା ରସବତୀ ସୁଲକ୍ଷଣା ପ୍ରେମ ତରଙ୍ଗିଣୀ ବାଘ ଗୀତ ଚଢ଼େଇ ଗୀତ ବୋଲେ ହୁଁ ପ୍ରେମ (ପ୍ରୀତି) ଚିନ୍ତାମଣି ବିଦଗ୍ଧ ଚିନ୍ତାମଣି ତାଙ୍କ ରଚିତ ଓଡ଼ିଆ ସାହିତ୍ୟର ଏକ ମୁଲ୍ୟବାନ ଗ୍ରନ୍ଥ । କେତେଗୋଟି ଜନପ୍ରିୟ ଛାନ୍ଦର ବିଶିଷ୍ଟ ରାଗ ନାମ ଏହି ଗ୍ରନ୍ଥରେ ଦେଖିବାକୁ ମିଳେ, ଯଥା- ଗଡ଼ମାଳିଆ, ଫୁଲତୋଳା ଇତ୍ୟାଦି । ଏଭଳି ନାମଗୁଡ଼ିକୁ କବିଙ୍କ ଶ୍ରଦ୍ଧା ନାମ କୁହାଯାଇପାରେ । ଏହି ଗ୍ରନ୍ଥରୁ ତାଙ୍କ ଜନ୍ମ ବିଷୟରେ ମଧ୍ୟ ଜାଣିହୁଏ । “ ଇନ୍ଦ୍ରଜିତ ଏ ଛାନ୍ଦ ଭଣାଇ ରାଧା ଧ୍ୟାନ କରି ” — ବାଘ ଗୀତ “ ବାଲିଆ ବୋଲି ଯେ ଏକ ନଗର ତହିଁ ନୃପତି ସାମନ୍ତ ସିଂହାର ” —ବାଘ ଗୀତ ତାଙ୍କ ପିତା ଇନ୍ଦ୍ରଜିତ ସାମନ୍ତ ସିଂହାରଙ୍କ ସମ୍ପର୍କରେ ବି ଏଥିରେ ବର୍ଣ୍ଣିତ । ସେ ଯେ ସେଠାକାର ରାଜା ଥିଲେ ଓ ତାଙ୍କ ଲେଖାପାଇଁ ଉତ୍ସାହିତ କରିଥିଲେ ତାହା ଏଥିରେ ବର୍ଣ୍ଣିତ । ଆଧାର ବାହାର ଆଧାର ABOUT THIS ARTICLE View edit history Updated 152 days ago View talk page Discuss improvements to this article READ MORE ଦେବଦୁର୍ଲ୍ଲଭ ଦାସ ପ୍ରାଚୀନ ଓଡ଼ିଆ କବି ବାଇକୋଳି ମହାପାତ୍ର ପଣ୍ଡିତ ବାଇକୋଳି ମହାପାତ୍ର ଏକାଧାରରେ ଜଣେ ସାହିତ୍ୟିକ, ଐତିହାସିକ, ଶିକ୍ଷାବିତ୍ ଓ ସଂଗଠକ ଥିଲେ । ସେ ଗଞ୍ଜାମ ଜିଲ୍ଲାର ଖଲିକୋଟ ଅନ୍ତର୍ଗତ ବାଲୁଙ୍କେଶ୍ୱର ଶାସନରେ ୧୯୦୮ରେ ଜନ୍ମ ଗ୍ରହଣ କରିଥିଲେ। ତାଙ୍କ ଅଗ୍ରଜମାନେ ଅକାଳରେ ମରି ଯାଉଥିବାରୁ ତାଙ୍କ ପିତାମାତା ଅପମୃତ୍ୟୁ ଟଳାଇବା ଉଦ୍ଦେଶ୍ୟରେ ତାଙ୍କର ନାମ ବାଇକୋଳି ରଖିଥିଲେ। ରଘୁନାଥ ପରିଚ୍ଛା କବିଚନ୍ଦ୍ର ରଘୁନାଥ ପରିଚ୍ଛା ଓଡ଼ିଶାର ଜଣେ ପୁରାତନ କବି । ସେ ପାରଳାଖେମୁଣ୍ଡିରେ ଜନ୍ମିତ । ସେ ଗୋପୀନାଥ ମହାପ୍ରଭୁଙ୍କ ସମ୍ବନ୍ଧିତ ଅନେକ ଛାନ୍ଦ, କାବ୍ୟ ଲେଖି ଓଡ଼ିଶୀ ସଙ୍ଗୀତ, ନାଟକ ଓ ସାହିତ୍ୟକୁ ସମୃଦ୍ଧ କରିଛନ୍ତି । ରଘୁନାଥ ପରିଚ୍ଛା ପାରଳାଖେମୁଣ୍ଡିର ଅନ୍ୟତମ ପ୍ରସିଦ୍ଧ କବି ଗୌରହରି ପରିଚ୍ଛାଙ୍କ ସମସାମୟିକ ଥିଲେ । ନିଜ କବିତ୍ୱ ଛଡ଼ା ଜ୍ୟୋତିଷ ଓ ଗାୟକ ଭାବେ ସେ ଖ୍ୟାତି ଲାଭ କରିଥିଲେ । Content is available under CC BY-SA 3.0 unless otherwise noted.
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।
ମିଳିତ ଜାତିସଂଘ ଗୋଟିଏ ଅନ୍ତଃ -ସରକାରୀ ଅନୁଷ୍ଠାନ ଯାହା ଅନ୍ତର୍ଜାତିକ ସହଯୋଗକୁ ବିକଶିତ କରିଥାଏ । ପୂର୍ବରୁ ନିଷ୍କ୍ରିୟ ଥିବା ଥିବା କେତେକ ରାଷ୍ଟ୍ରର ଗୋଷ୍ଠୀକୁ ପରିବର୍ତିତ ରୂପ ଦେଇ ୨୪ ଅକ୍ଟୋବର ୧୯୪୫ରେ ମିଳିତ ଜାତିସଂଘର ସଂସ୍ଥାପନା ହେଇଥିଲା । ଦ୍ୱିତୀୟ ମହାସମର ପରେ ଯେମିତି ସେପରି ନ ହୁଏ ସେତେବେଳେ ୫୧ଟି ସଦସ୍ୟ ରାଷ୍ଟ୍ରକୁ ନେଇ ଗଠନ ହେଇଥିବା ମିଳିତ ଜାତିସଂଘରେ ବର୍ତ୍ତମାନ ସଦସ୍ୟ ସଂଖ୍ୟା ୧୯୩ । ମିଳିତ ଜାତିସଂଘର ମୁଖ୍ୟ କାର୍ଜ୍ୟାଳୟ ନିଉୟର୍କ ସହରର ମାନହାଟ୍ଟନଠାରେ ଅବସ୍ଥିତ । ଏହା ବ୍ୟତୀତ ଜେନେଭା , ନାଇରୋବି ,ଏବଂ ଭିଏନାରେ ମଧ୍ୟ ମୁଖ୍ୟ କାର୍ଜ୍ୟାଳୟ ସବୁ ରହିଛି ।ଏହି ସଂଗଠନ ସଦସ୍ୟ ରାଷ୍ଟ୍ର ସମୂହଙ୍କ ସ୍ୱେଚ୍ଛାକୃତ ଏବଂ ଆତ୍ମ ନିର୍ଧାରିତ ଅନୁଦାନଦ୍ୱାରା ପରିଚାଳିତ ହୁଏ । ଏହାର ମୂଳ ଲକ୍ଷ୍ୟ ହେଲା ଅନ୍ତର୍ଜାତିକ ଶାନ୍ତି ଓ ସୁରକ୍ଷା ବଜାୟ ରଖିବା , ମାନବିକ ଅଧିକାରର ଅଗ୍ରାଧିକାର , ସାମାଜିକ ଓ ଅର୍ଥନୈତିକ ସନ୍ତୁଳନ ରଖିବା , ପରିବେଶର ସୁରକ୍ଷା କରିବା ଓ ମରୁଡି ବା ପ୍ରକୃତିକ ଦୁର୍ବିପାକ ସମୟରେ ମାନବିକ ସାହାଯ୍ୟ ଯୋଗେଇଦେବା , ଓ ସାମରିକ ଦ୍ୱନ୍ଦର ସମାଧାନ କରିବା ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଭୁବନେଶ୍ୱର ଭୁବନେଶ୍ୱର ଓଡ଼ିଶାର ରାଜଧାନୀ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଛି ।ଭୁବନେଶ୍ୱର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ୱର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ୱାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
ସର୍ଦ୍ଦାର ବଲ୍ଲଭଭାଇ ପଟେଲ(୩୧ ଅକ୍ଟୋବର ୧୮୭୫-୧୫ ଡିସେମ୍ବର ୧୯୫୦) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ, ଓକିଲ, ଭାରତୀୟ ଜାତୀୟ କଂଗ୍ରେସର ସଭ୍ୟ ଥିଲେ । ଭାରତର ସ୍ୱାଧୀନତା ସଂଗ୍ରାମରେ ତାଙ୍କ ଭୂମିକା ଗୁରୁତ୍ୱପୁର୍ଣ୍ଣ ଥିଲା । ସ୍ୱାଧୀନ ଭାରତର ସେ ପ୍ରଥମ ଉପ-ପ୍ରଧାନମନ୍ତ୍ରୀ ଥିଲେ । ସ୍ୱାଧୀନତା ସମୟରେ ବିନା ରକ୍ତପାତରେ ଭାରତର ପ୍ରାୟ ସମସ୍ତ ରାଜ୍ୟଗୁଡ଼ିକୁ ଏକାଠି କରିବାରେ ତାଙ୍କର ଅବଦାନ ନିମିତ୍ତ ତାଙ୍କୁ "ଲୌହ ମାନବ" ଉପାଧି ମିଳିଥିଲା । ତାଙ୍କର ସ୍ମୃତିରେ ୨୦୧୪ ମସିହାରୁ ପ୍ରତିବର୍ଷ ତାଙ୍କର ଜନ୍ମତିଥି ୩୧ ଅକ୍ଟୋବରକୁ ରାଷ୍ଟ୍ରୀୟ ଏକତା ଦିବସ ରୂପେ ପାଳନ ହୋଇ ଆସୁଅଛି । ୩୧ ଅକ୍ଟୋବର ୨୦୧୮ ତାରିଖରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କଦ୍ୱାରା ଦେଶବାସୀଙ୍କ ଉଦ୍ଦେଶ୍ୟରେ ତାଙ୍କର ଏକ ୧୮୨ ମିଟର ପ୍ରତିମୂର୍ତ୍ତି ଉଦଘାଟନ କରିଥିଲେ । ଏହାକୁ ଏକତାର ପ୍ରତିମୂର୍ତ୍ତି ଭାବରେ ସମ୍ବୋଧନ କରାଯାଉଛି । ଏହା ଉଦଘାଟନ ସମୟରେ ବିଶ୍ୱର ସର୍ବୋଚ୍ଚ ପ୍ରତିମୂର୍ତ୍ତି ଥିଲା ।