ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଗାନ୍ଧୀ ପରିବାର ହେଉଛି ମହାତ୍ମା ଗାନ୍ଧୀଙ୍କ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ପରିବାର । ବ୍ରିଟିଶ ଶାସିତ ଭାରତରେ ଗାନ୍ଧୀ ଭାରତୀୟ ସ୍ୱାଧୀନତା ଆନ୍ଦୋଳନର ଜଣେ ବିଶିଷ୍ଟ ନେତା ଥିଲେ । ମହାତ୍ମା ଗାନ୍ଧୀଙ୍କୁ ତାଙ୍କ ଅନ୍ତିମ ଯାତ୍ରା ସମୟରେ ଭାରତର ପ୍ରଧାନମନ୍ତ୍ରୀ "ବାପୁ" ବା ଜାତିର ପିତା ବୋଲି ସମ୍ବୋଧନ କରିଥିଲେ, ଯାହାକି ପ୍ରଥମେ ସୁଭାଷ ଚନ୍ଦ୍ର ବୋଷଙ୍କଦ୍ୱାରା ୬ ଜୁଲାଇ ୧୯୪୪ରେ ସିଙ୍ଗାପୁର ରେଡ଼ିଓରେ ପ୍ରଥମେ ସମ୍ବୋଧନ କରାଯାଇଥିଲା । ୧୮ ଅପ୍ରେଲ ୧୯୪୭ରେ, ସରୋଜିନୀ ନାଇଡୁ ମଧ୍ୟ ଗାନ୍ଧୀଙ୍କୁ ଜାତିର ପିତା ଆଖ୍ୟା ଦେଇଥିଲେ। ଗାନ୍ଧୀଙ୍କୁ ଭାରତରେ ବାପୁ ମଧ୍ୟ କୁହାଯାଏ । ଭାରତର ଜନସାଧାରଣ ତାଙ୍କୁ ଗାନ୍ଧୀଜି ବୋଲି ସମ୍ବୋଧନ କରନ୍ତି । ୧୯୧୪ ମସିହାରେ ଯେତେବେଳେ ଗାନ୍ଧୀଜି ଦକ୍ଷିଣ ଆଫ୍ରିକାରେ ଥିଲେ, ସେତେବେଳେ ତାଙ୍କୁ ମହତ୍ମା ବୋଲି ସମ୍ବୋଧିତ କରାଯାଇଥିଲା, ଯାହାର ଅର୍ଥ ହେଉଛି ଉଚ୍ଚ ଆତ୍ମା ବା ସମ୍ମାନନୀୟ।୧୮୮୫ ମସିହାରେ, ଗାନ୍ଧୀଜି ଏବଂ ତାଙ୍କ ପତ୍ନୀ କସ୍ତୁରବାଙ୍କର (କସ୍ତୁରବାଇ ମାଖନଜୀ କାପାଡ଼ିଆ) ପ୍ରଥମ ସନ୍ତାନ ଜନ୍ମ ହୋଇଥିଲା, ଯିଏକି ମାତ୍ର କିଛି ଦିନ ବଞ୍ଚିଥିଲା । ଗାନ୍ଧୀ ଦମ୍ପତିଙ୍କର ଆଉ ଚାରି ସନ୍ତାନ ଥିଲେ, ସମସ୍ତେ ହେଉଛନ୍ତି ପୁଅ: ହରିଲାଲ, ୧୮୮୮ ମସିହାରେ ଜନ୍ମ ହୋଇଥିଲେ; ମଣିଲାଲ, ୧୮୯୨ ମସିହାରେ ଜନ୍ମଗ୍ରହଣ କରିଥିଲେ; ରାମଦାସ, ୧୮୯୭ ମସିହାରେ ଜନ୍ମଗ୍ରହଣ କରିଥିଲେ; ଏବଂ ଦେବଦାସ, ୧୯୦୦ରେ ଜନ୍ମଗ୍ରହଣ କରିଥିଲେ ।
ଆଡାଲିମୁମାବ (ଇଂରାଜୀ ଭାଷାରେ Adalimumab, ଏକ ବିକ୍ରୟ ନାମ ହୁମିରା/ Humira) ଏକ ଔଷଧ ଯାହା ରିଉମାଟଏଡ ଆର୍ଥ୍ରାଇଟିସ, ସୋରିଆଟିକ ଆର୍ଥ୍ରାଇଟିସ, ଏଙ୍କିଲୋଜିଙ୍ଗ ସ୍ପୋଣ୍ଡିଲାଇଟିସ, କ୍ରନ୍ ରୋଗ, ଅଲସରେଟିଭ କୋଲାଇଟିସ, ସୋରିଆସିସ, ହାଇଡ୍ରାଡେନାଇଟିସ ସପ୍ୟୁରେଟିଭା (hidradenitis suppurativa), (ୟୁଭିଆଇଟିସ) (uveitis), ଓ ଜୁଭେଣ୍ଟାଇଲ ଇଡିଓପାଥିକ ଆର୍ଥ୍ରାଇଟିସ (juvenile idiopathic arthritis) ଇତ୍ୟାଦି ରୋଗମାନଙ୍କ ଚିକିତ୍ସାରେ ଦିଆଯାଏ । ଅନ୍ୟ ଚିକିତ୍ସାର ଉପଶମ ନହେଲେ ଏହି ଔଷଧ ଦିଆଯାଏ । ଏହା ଚର୍ମତଳ ଇଞ୍ଜେକସନ ଆକାରରେ ଦିଆଯାଏ (injection under the skin) ।ଆଡାଲିମୁମାବର ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ଉର୍ଦ୍ଧ୍ୱ ଶ୍ୱାସନଳୀ ସଂକ୍ରମଣ (upper respiratory tract infections), ଇଞ୍ଜେକସନ ନେଇଥିବା ସ୍ଥାନରେ ଯନ୍ତ୍ରଣା, ରାସ ଓ ମୁଣ୍ଡ ବିନ୍ଧା ହୋଇପାରେ । ଅଧିକ ପ୍ରତିକ୍ରିୟା ହେଲେ ସାଂଘାତିକ ସଂକ୍ରମଣ, କର୍କଟ ରୋଗ, ଆନାଫାଇଲାକ୍ସିସ, ହେପାଟାଇଟିସ ବି, ମଲ୍ଟିପ୍ଲ ସ୍କ୍ଲେରୋସିସ, ହୃଦ୍ପାତ, ଯକୃତ ଫେଲ ଓ ଆପ୍ଲାସ୍ଟିକ ଆନିମିଆ aplastic anemia ହୋଇପାରେ । ଗର୍ଭାବସ୍ଥାରେ ଏହା ଦିଆଯାଏ ନାହିଁ କିନ୍ତୁ କେତେକଙ୍କ ମତରେ ସ୍ତନ୍ୟପାନ ସମୟରେ ଏହା ନିରାପଦ ଥାଏ । ଆଡାଲିମୁମାବ ଏକ ରୋଗ-ପରିବର୍ତ୍ତନକାରୀ ରିଉମାଟିକ ଔଷଧ (disease-modifying antirheumatic drug) ଓ ମୋନୋକ୍ଲୋନାଲ ଆଣ୍ଟିବଡି (monoclonal antibody/ TNFα) ଯାହା ଅର୍ବୁଦ ନେକ୍ରୋସିସ ଫ୍ୟାକ୍ଟର-ଆଲଫାକୁ (tumor necrosis factor-alpha) ନିଷ୍କ୍ରିୟ କରି କାର୍ଯ୍ୟକ୍ଷମ ହୁଏ । ଆଡାଲିମୁମାବ ସନ ୨୦୦୨ରେ ଡାକ୍ତରୀ ବ୍ୟବହାର ନିମନ୍ତେ ଯୁକ୍ତରାଷ୍ଟ୍ର ଆମେରିକାରେ ସ୍ୱୀକୃତ ହୋଇଥିଲା । ସନ ୨୦୧୯ରେ ସଂଯୁକ୍ତ ରାଷ୍ଟ୍ରରେ (United Kingdom) ଏନଏଚଏସକୁ (NHS) ଏହାର ଏକ ମାସର ଡୋଜ ପିଛା ପ୍ରାୟ ୭୦୪.୨୮ ପାଉଣ୍ଡ ଖର୍ଚ୍ଚ କରିବାକୁ ପଡ଼ୁଥିଲା । ଯୁକ୍ତରାଷ୍ଟ୍ର ଆମେରିକାରେ ଏହାର ଏକ ମାସ ଡୋଜର ହୋଲସେଲ ମୂଲ୍ୟ ୫,୦୪୧.୧୨ ଆମେରିକୀୟ ଡଲାର । ଭାରତର ମାର୍କେଟକୁ ଏହାର ଏକ ଜୈବସମତୁଲ (biosimilar) ଔଷଧ ସନ ୨୦୧୪ରେ ଆସିଥିଲା ଯାହାର ମୂଲ୍ୟ ପ୍ରାୟ ମାସକୁ ୪୦୦ ଡଲାର ଥିଲା । ଯୁକ୍ତରାଷ୍ଟ୍ର ଆମେରିକାରେ ଏହାର ପେଟେଣ୍ଟ ଅବଧି ସନ ୨୦୧୬ରୁ ପୂର୍ଣ୍ଣ ହୋଇସାରିଛି ଓ ଆଉ ଥରେ ଜେନେରିକ ଔଷଧ ନାମରେ (generic medication) ବିକ୍ରୟ ହେବା ନିମନ୍ତେ ବେଶ୍ କିଛି ବର୍ଷ ଲାଗିଯିବ । ସନ ୨୦୧୬ରେ ଏହାର ୪ ନିୟୁତରୁ ଅଧିକ ପ୍ରେସକ୍ରିପସନ ହୋଇ ସର୍ବାଧିକ ପ୍ରେସକ୍ରିସନ ତାଲିକାର ୧୫୦ ତମ ସ୍ଥାନରେ ଥଲା ।
ସ୍ୱଚ୍ଛ ଭାରତ ଅଭିଯାନ ଭାରତ ସରକାରଙ୍କଦ୍ୱାରା ଆରମ୍ଭ ହୋଇଥିବା ଏକ ପରିବେଶ ସଫାଇ ଅଭିଯାନ । ଏହା ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତର ସ୍ୱପ୍ନକୁ ସାକାର କରିବା ନିମନ୍ତେ ତାଙ୍କର ୧୫୦ତମ ଜୟନ୍ତୀ ସମ୍ମାନାର୍ଥେ ୨ ଅକ୍ଟୋବର ୨୦୧୯ ସୁଦ୍ଧା ସ୍ୱଚ୍ଛ ଭାରତ ଗଠନ ନିମନ୍ତେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆ ଦିଲ୍ଲୀଠାରେ ସ୍ୱଚ୍ଛ ଭାରତ ଅଭିଯାନ ଆରମ୍ଭ କରିଛନ୍ତି ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ – ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରାଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣି ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଜଗତର ନାଥ ଶ୍ରୀ ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରା ଓ ସୁଦର୍ଶନଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ନଈ ସେପାରୀ କନକ ଗୋରୀ, ୨୦୧୩ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଅଜୟ ମହାନ୍ତି । ଅନନ୍ୟା ଚଳଚ୍ଚିତ୍ର ପ୍ରଯୋଜନା ସଂସ୍ଥା ଅଧିନରେ ଏହି ଚଳଚ୍ଚିତ୍ରଟିର ନିର୍ମାଣ କରାଯାଇଥିଲା । ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ ଅଜୟ ମହାନ୍ତି ଏବଂ ସଂଳାପ ରଚନା କରିଥିଲେ ଦେବ ପ୍ରସାଦ ଦାସ । ପଙ୍କଜ ପାଢ଼ୀ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।
କମଲ କୁମାରୀ ବାରୋହା (ଅସମୀୟା ଭାଷା: কমল কুমাৰী বৰুৱা) (୧୮୯୯-୧୯୭୮) ଆସାମ, ଥାଙ୍ଗଲର ଖୋଙ୍ଗିଆ ବାରୋହା ପରିବାରର କୂଳଦେବୀ ଥିଲେ । ସେ ବୋରଲେଙ୍ଗୀ ସତ୍ରାରେ ମହେନ୍ଦ୍ରନାଥ ମହନ୍ତ ଏବଂ ସ୍ୱର୍ଣ୍ଣଲତା ମହନ୍ତଙ୍କ ଘରେ ଜନ୍ମଗ୍ରହଣ କରିଥିଲେ । ୧୯୧୭ ମସିହାରେ, ସେ ଖୋଙ୍ଗିୟା ବାରୋହା ପରିବାରର ଶିବ ପ୍ରସାଦ ବାରୋହାଙ୍କୁ ବିବାହ କରିଥିଲେ । ଏହି ପରିବାର; ଆସାମର ସ୍ୱାର୍ଥ, ସଂସ୍କୃତି ଏବଂ ପରମ୍ପରାର ସଂଗ୍ରହାଳୟ ଭାବରେ ଉଭା ହୋଇଥିବା ପରିବାର ଅଟେ । ଜଣାଶୁଣା ଭାରତୀୟ ଉଦ୍ୟୋଗୀ, ଚା ଉଦ୍ୟାନର ମାଲିକ ଏବଂ ଚାଣକ୍ୟ ହେମେନ୍ଦ୍ର ପ୍ରସାଦ ବାରୋହା ତାଙ୍କ ପୁତ୍ର ଥିଲେ ।୧୯୩୮ ମସିହାରେ ତାଙ୍କ ସ୍ୱାମୀଙ୍କ ମୃତ୍ୟୁ ପରେ, ତାଙ୍କୁ ଚା’ ବଗିଚା ଚଳାଇବା ଠାରୁ ଆରମ୍ଭ କରି ନିଜ ପିଲାମାନଙ୍କ ପାଇଁ ପାରିବାରିକ ସମ୍ପତ୍ତି ବଜାୟ ରଖିବା ପର୍ଯ୍ୟନ୍ତ ଏକ ବଡ଼ ପରିବାରକୁ ଏକାକୀ ସମ୍ଭାଳିବାକୁ ପଡିଥିଲା । ନିଜର ବ୍ୟବସାୟକୁ ଚଳାଇବା ପାଇଁ ସେ ଇଂରାଜୀରେ ଶିକ୍ଷା ନେବା ସହିତ ଚା' ଶିଳ୍ପର ମଧ୍ୟ ଶିକ୍ଷା ନେଇଥିଲେ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ତାରା ସିଂହ (୨୪ ଜୁନ ୧୮୮୫ - ୨୨ ନଭେମ୍ବର ୧୯୬୭) ବିଂଶ ଶତାବ୍ଦୀର ପ୍ରଥମାର୍ଦ୍ଧରେ ଭାରତର ଜଣେ ଶିଖ ରାଜନୈତିକ ତଥା ଧାର୍ମିକ ବ୍ୟକ୍ତି ଥିଲେ । ସେ ଶିରୋମଣି ଗୁରୁଦ୍ୱାର ପ୍ରଭନ୍ଦକ କମିଟି ଆୟୋଜନ କରିବାରେ ଏବଂ ଭାରତ ବିଭାଜନ ସମୟରେ ଶିଖମାନଙ୍କୁ ମାର୍ଗଦର୍ଶନ ଦେଖାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ, ଯାହାକୁ ସେ ଦୃଢ଼ ବିରୋଧ କରିଥିଲେ ।ପରେ ସେ ପୂର୍ବ ପଞ୍ଜାବରେ ଶିଖ ସଂଖ୍ୟାଗରିଷ୍ଠ ରାଜ୍ୟ ପାଇଁ ସେମାନଙ୍କର ଦାବିର ନେତୃତ୍ୱ ନେଇଥିଲେ । ତାଙ୍କ ଝିଅ ରାଜିନ୍ଦର କୌର ଜଣେ ଭାରତୀୟ ସାମ୍ବାଦିକ ତଥା ରାଜନେତା ଥିଲେ ।
ହିମାଳୟ ପର୍ବତଶ୍ରେଣୀ ବା ହିମାଳୟ ପର୍ବତମାଳା ବା କେବଳ ହିମାଳୟ (ଇଂରାଜୀରେ Himalayas) ଏସିଆ ମହାଦେଶର ଏକ ପର୍ବତଶ୍ରେଣୀ ଯାହା ଭାରତୀୟ ଉପମହାଦେଶ ଓ ତିବ୍ବତୀୟ ମାଳଭୂମି ମଧ୍ୟରେ ଅବସ୍ଥିତ । ପୃଥିବୀର ଅନେକ ଉଚ୍ଚ ଗିରିଶୃଙ୍ଗ ଏହି ପର୍ବତମାଳାର ଅଂଶବିଶେଷ । ତନ୍ମଧ୍ୟରୁ ବିଶ୍ୱର ସର୍ବୋଚ୍ଚ ଗିରିଶୃଙ୍ଗ ଏଭେରେଷ୍ଟ୍ ଅନ୍ୟତମ । ହିମାଳୟ ପର୍ବତମାଳାରେ ୫୦ରୁ ଅଧିକ ପର୍ବତ ରହିଛି ଯାହାର ସମୁଦ୍ରପତନରୁ ଉଚ୍ଚତା ୭୨୦୦ ମିଟର୍ ବା ତତୋଧିକ । ୮୦୦୦ ମିଟର୍ରୁ ଉଚ୍ଚ ୧୪ଟି ଶୃଙ୍ଗ ମଧ୍ୟରୁ ୧୦ଟି ହିମାଳୟରେ ରହିଛି । ଏସିଆ ବାହାରେ ରହିଥିବା ସର୍ବୋଚ୍ଚ ଗିରିଶୃଙ୍ଗ ହେଉଛି ଆଣ୍ଡିଜ୍ ପର୍ବତମାଳାର ଆକାଙ୍କାଗୁଆ (୬୯୬୧ ମିଟର୍) ।ଭାରତୀୟ ପ୍ଲେଟ୍ ସଞ୍ଚାଳିତ ହୋଇ ୟୁରେସିଆ ପ୍ଲେଟ୍ ସହିତ ଧକ୍କା ହେବା ପରେ ଦୁଇଟି ପ୍ଲେଟ୍ ଯଥାକ୍ରମେ ନିମ୍ନ ଓ ଉର୍ଦ୍ଧ୍ୱଗାମୀ ହେଲେ ଓ ସେଥିରୁ ହିମାଳୟ ସୃଷ୍ଟି ହୋଇଥିଲା । ହିମାଳୟ ପର୍ବତମାଳା ପଶ୍ଚିମ-ଉତ୍ତରପଶ୍ଚିମ ଓ ପୂର୍ବ-ଦକ୍ଷିଣପୂର୍ବ ଦିଗରେ ୨୪୦୦ କିଲୋମିଟର୍ ବ୍ୟାପ୍ତ ଏକ ବିଶାଳ ତୋରଣ ପରି । ହିମାଳୟର ପଶ୍ଚିମସୀମା ହେଉଛି “ନଙ୍ଗା ପର୍ବତ”, ଯାହା ସିନ୍ଧୁ ନଦୀର ଉତ୍ତରତମ ବାଙ୍କର ଠିକ୍ ଦକ୍ଷିଣପଟକୁ ଅବସ୍ଥିତ । ହିମାଳୟର ପୂର୍ବ ସୀମା “ନାମ୍ଚା ବରୁଆ” ୟାର୍ଲୁଂ ତ୍ସାଂଗପୋ ନଦୀର (ନିଜର ଉପରମୁଣ୍ଡରେ ବ୍ରହ୍ମପୁତ୍ର ନଦୀ ଏହି ନାମରେ ଜଣାଶୁଣା) ବଡ଼ ବାଙ୍କର ଠିକ୍ ପଶ୍ଚିମ ପଟକୁ ରହିଛି । ହିମାଳୟର ଉତ୍ତର-ପୂର୍ବ ଦିଗକୁ କାରାକୋରମ୍ ଓ ହିନ୍ଦୁକୁଶ ପର୍ବତଶ୍ରେଣୀ ରହିଛନ୍ତି । ୫୦-୬୦ କିଲୋମିଟର୍ ପ୍ରସ୍ଥ ବିଶିଷ୍ଟ “ଇଣ୍ଡସ୍-ତ୍ସାଙ୍ଗପୋ ସୁଚ୍ୟର୍” ନାମକ ଟେକ୍ଟୋନିକ୍ ଉପତ୍ୟକା ହିମାଳୟର ଉତ୍ତରାଂଶକୁ ତିବ୍ବତୀୟ ମାଳଭୂମିଠାରୁ ବିଚ୍ଛିନ୍ନ କରୁଛି । ହିମାଳୟ ବଳୟର ଦକ୍ଷିଣ ପଟକୁ ଗାଙ୍ଗେୟ ସମତଳ ଭୂମି ଅବସ୍ଥିତ । ପଶ୍ଚିମ ପାକିସ୍ତାନରେ ହିମାଳୟ ପର୍ବତଶ୍ରେଣୀର ପ୍ରସ୍ଥ ୩୫୦ କି.ମି. ହୋଇଥିବା ବେଳେ ପୂର୍ବରେ (ଅରୁଣାଚଳ ପ୍ରଦେଶ) ଏହାର ପ୍ରସ୍ଥ ପ୍ରାୟ ୧୫୦ କି.ମି.
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ଚନ୍ଦ୍ରଯାନ-୩ (ସଂସ୍କୃତ: चन्द्रयान-3) ହେଉଛି ଭାରତୀୟ ମହାକାଶ ଗବେଷଣା ସଂଗଠନ, ଇସ୍ରୋଦ୍ୱାରା ତୃତୀୟ ଚନ୍ଦ୍ର ଅନୁସନ୍ଧାନ ଅଭିଯାନ । ଏଥିରେ ଚନ୍ଦ୍ରଯାନ-୨ ଭଳି ଲ୍ୟାଣ୍ଡର ଓ ରୋଭର ରହିଥିଲେ ହେଁ ଏଥିରେ ପରିକ୍ରମଣକାରୀ (ଅର୍ବିଟର) ନାହିଁ । ଏହାର ପ୍ରୋପଲ୍ସନ୍ ମଡ୍ୟୁଲ୍ ଏକ ଯୋଗାଯୋଗ ରିଲେ ସାଟେଲାଇଟ୍ ଭଳି ଆଚରଣ କରେ । ମହାକାଶଯାନ ୧୦୦ କିଲୋମିଟର ଚନ୍ଦ୍ର କକ୍ଷପଥରେ ରହିବା ପର୍ଯ୍ୟନ୍ତ ପ୍ରୋପଲସନ ମଡ୍ୟୁଲ ଲ୍ୟାଣ୍ଡର ଏବଂ ରୋଭର ବହନ କରିଥାଏ ।ଚନ୍ଦ୍ରଯାନ-୨ ପରେ ସଫ୍ଟ ଲ୍ୟାଣ୍ଡିଂ ଗାଇଡେନ୍ସ ସଫ୍ଟୱେୟାରରେ ଶେଷ ମୁହୂର୍ତ୍ତରେ ସଫ୍ଟ ଲ୍ୟାଣ୍ଡିଂ ଗାଇଡେନ୍ସ ସଫ୍ଟୱେୟାରରେ ତ୍ରୁଟି ଯୋଗୁଁ ସଫଳ କକ୍ଷପଥ ପ୍ରବେଶ ପରେ ଲ୍ୟାଣ୍ଡରର ସଫ୍ଟ ଲ୍ୟାଣ୍ଡିଂ ପ୍ରୟାସ ବିଫଳ ହେବା ପରେ ଆଉ ଏକ ଚନ୍ଦ୍ର ଅଭିଯାନ ପ୍ରସ୍ତାବ ଦିଆଯାଇଥିଲା। ଏହି ଅଭିଯାନକ୍ରମେ ୨୦୨୪ ମସିହାରେ ଜହ୍ନର ଦକ୍ଷିଣ ମେରୁରେ ରୋଭର (ଚନ୍ଦ୍ର ଉପରେ ବୁଲାବୁଲି କରି ତାହାର ମାଟିର ନମୁନା ସଂଗ୍ରହ କରିବା) ଏବଂ ଏକ ଲ୍ୟାଣ୍ଡର (ଚନ୍ଦ୍ର ଉପରେ ଓଲ୍ହାଇବା) ପଠାଯାଇ ନିରୀକ୍ଷଣ କରାଯିବ ।ଏହି ଅଭିଯାନଟି ନୂତନ ଭୂମି ଅନୁଧ୍ୟାନ ସହିତ ଜଡ଼ିତ କଳାକୌଶଳ ଯଥା ଯାନ ପରିବହନ ଏବଂ କିଛି ଶହ କିଲୋଗ୍ରାମ ଓଜନର ଆସବାବପତ୍ର ସହିତ ମେରୁ ସ୍ଥାନରେ କିପରି ଦୀର୍ଘସ୍ଥାୟୀ ରାତ୍ରଯାପନ ହୋଇପାରିବ ତାହା ଉପରେ ଅଧିକ ଅନୁଧ୍ୟାନ କରିବ । ସମ୍ଭାବିତ ପାଣିର ଖୋଜା, ନମୁନା ସଂଗ୍ରହ ଏବଂ ତଦନ୍ତ ମୁଖ୍ୟତଃ ଏହି ଅଭିଯାନର ଲକ୍ଷ୍ୟ ହୋଇପାରେ । ଅନ୍ୟାନ୍ୟ ଅନ୍ତରୀକ୍ଷ ସଂସ୍ଥାଗୁଡ଼ିକରୁ ପେଲୋଡ ବା ଆସବାବପତ୍ର ନେବାକୁ ପ୍ରସ୍ତାବ ଦିଆଯିବ ।୧୪ ଜୁଲାଇ ୨୦୨୩ ତାରିଖରେ ଚନ୍ଦ୍ରଯାନ-୩କୁ ସଫଳତାର ସହିତ ଏଲଭିଏମ୩ ଏମ୪ ରକେଟଦ୍ୱାରା କକ୍ଷପଥରେ ସ୍ଥାପନ କରାଯାଇଥିଲା । ଲ୍ୟାଣ୍ଡର ଓ ରୋଭର ୨୩ ଅଗଷ୍ଟ ୨୦୨୩ରେ ଚନ୍ଦ୍ରର ଦକ୍ଷିଣ ମେରୁ ଅଞ୍ଚଳ ନିକଟରେ ଅବତରଣ କରିଥିଲେ। ୨୩ ଅଗଷ୍ଟ ୨୦୨୩, ଭାରତୀୟ ସମୟ ଅନୁଯାୟୀ ଅପରାହ୍ନ ପ୍ରାୟ ୫ଟା ୪୫ ମିନିଟରେ ଏହି ଅବତରଣ ଘଟିଥିଲା ଏବଂ ସେହି ଦିନ ସନ୍ଧ୍ୟା ପ୍ରାୟ ୬.୦୨ ମିନିଟରେ ଚନ୍ଦ୍ରପୃଷ୍ଠକୁ ସ୍ପର୍ଶ କରିଥିଲା, ଯାହା ଚନ୍ଦ୍ରର ଦକ୍ଷିଣ ମେରୁ ଅଞ୍ଚଳରେ ସଫଳତାର ସହ ମହାକାଶଯାନ ଅବତରଣ କରିବାରେ ପ୍ରଥମ ଦେଶ ଏବଂ ଚନ୍ଦ୍ରରେ ଧୀର ଅବତରଣ (soft landing) କରିଥିବା ଚତୁର୍ଥ ଦେଶ ଥିଲା।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
୧୦, ଜନପଥ ଦିଲ୍ଲୀର ଜନପଥରେ ଏକ ସର୍ବସାଧାରଣ ମାଲିକାନା ଘର ଅଟେ । ୧୯୯୧ ମସିହାରେ ରାଜୀବ ଗାନ୍ଧୀଙ୍କ ହତ୍ୟା ସମୟରେ ଯେତେବେଳେ ସେ ଭାରତର ପ୍ରଧାନମନ୍ତ୍ରୀ ଭାବରେ ଦ୍ୱିତୀୟ ଥର ପାଇଁ ପ୍ରଚାର କରୁଥିଲେ, ଜନପଥ ତାଙ୍କର ସରକାରୀ ବାସଭବନ ଥିଲା, ଯଦିଓ ସେ ପ୍ରଧାନମନ୍ତ୍ରୀ ଥିବା ସମୟରେ ଲୋକକଲ୍ୟାଣ ମାର୍ଗ,୭ ରେ ରହୁଥିଲେ । ୧୦, ଜନପଥ ବର୍ତ୍ତମାନ ତାଙ୍କ ପତ୍ନୀ ସୋନିଆ ଗାନ୍ଧୀଙ୍କ ବାସଭବନ, ଯିଏ ଭାରତୀୟ ଜାତୀୟ କଂଗ୍ରେସ ଦଳର ମଧ୍ୟବର୍ତ୍ତୀକାଳୀନ ସଭାପତି ଅଟନ୍ତି । ୧୦, ଜନପଥ ବର୍ତ୍ତମାନ ତାଙ୍କ ପତ୍ନୀ ସୋନିଆ ଗାନ୍ଧୀଙ୍କ ବାସଭବନ ଅଟେ, ଯିଏ ଭାରତୀୟ ଜାତୀୟ କଂଗ୍ରେସ ଦଳର ମଧ୍ୟବର୍ତ୍ତୀକାଳୀନ ସଭାପତି ଅଟନ୍ତି । ୨୪, ଆକବର ରୋଡରେ ଭାରତୀୟ ଜାତୀୟ କଂଗ୍ରେସ (INC)ର ଜାତୀୟ ମୁଖ୍ୟାଳୟ ୧୦, ଜନପଥ ପଛରେ ରହିଛି ।ଏହା ଭାରତର ଦ୍ୱିତୀୟ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀ (୧୯୬୪–୧୯୬୬)ଙ୍କ ବାସଭବନ ଥିଲା ଏବଂ ତାଙ୍କ ମୃତଦେହ ଏଠାରେ ୧୧ ଜାନୁଆରୀ ୧୯୬୬ ମସିହାରେ ରଖାଯାଇଥିଲା । ଆଜି ତାଙ୍କ ଜୀବନୀ ସଂଗ୍ରହାଳୟ, ଲାଲ ବାହାଦୁର ଶାସ୍ତ୍ରୀ ମେମୋରିଆଲ, ମୋତିଲାଲ ନେହେରୁ ପ୍ଲେସ (୧୦, ଜନପଥ) ନିକଟରେ ରହିଛି ।୧୦, ଜନପାଥ ନୂଆ ଦିଲ୍ଲୀରେ ୧୫,୧୮୧ ବର୍ଗ ମିଟର ଉପରେ ବିସ୍ତାର ହୋଇଛି ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭାଦ୍ୱାରା ନିର୍ମିତ) । ଏହା ଲୋକଙ୍କଦ୍ୱାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ଶନି ସୌରଜଗତର ଏକ ଅଂଶବିଶେଷ । ସୂର୍ଯ୍ୟଠାରୁ ଏହା ଷଷ୍ଠ ଗ୍ରହ । ବୃହସ୍ପତି ପରେ ଏହା ଦ୍ୱିତୀୟ ବୃହତ୍ତମ ଗ୍ରହ । ଏହାର ବ୍ୟାସାର୍ଦ୍ଧ ପୃଥିବୀର ୯ ଗୁଣ ଓ ଏହାର ଘନତ୍ୱ ପୃଥିବୀ ଘନତ୍ୱର ଆଠ ଭାଗରୁ ଭାଗେ , ତେଣୁ ଶନି ପୃଥିବୀଠାରୁ ପଞ୍ଚାନବେ ଗୁଣ ବଡ଼ ।ଶନିର ଅଭ୍ୟନ୍ତର ଲୁହା-ନିକେଲ ଓ ସିଲିକନ ଅମ୍ଳଜାନର ପଥରରେ ଗଠିତ ହେବାର ସମ୍ଭାବନା ଅଧିକ । ସେହିପରି ଆନ୍ତରିକଭାଗ ଧାତବ ଉଦଜାନରେ ଗଠିତ । ଏହି ଧାତବ ଉଦଜାନରେ ଗଠିତ ଆନ୍ତରିକ ଭାଗରେ ବହୁଥିବା ବିଦ୍ୟୁତ ଏକ ଦୁର୍ବଳ ଚୁମ୍ବକୀୟ କ୍ଷେତ୍ର ରଚନା କରିଥାଏ। ଆନ୍ତରିକ ଓ ବାହ୍ୟ ଭାଗର ମଧ୍ୟବର୍ତ୍ତୀ ଭାଗ ତରଳ ଉଦ୍ଜାନ ଓ ତରଳ ହିଲିଅମରେ ଗଠିତ । ଶନିର ବାୟୁମଣ୍ଡଳ ସାମାନ୍ୟ ହଳଦିଆ ରଙ୍ଗ ଭଳି ପ୍ରତୀତ ହୁଏ ।ଏହି ହଳଦିଆ ରଙ୍ଗର କାରଣ ବାୟୁମଣ୍ଡଳରେ ଏମୋନିଆ ସ୍ଫଟିକ ହୋଇପାରେ।
ବରଗଛ ହେଉଛି ଭାରତର ଜାତୀୟ ବୃକ୍ଷ। ଏହାକୁ ବଟବୃକ୍ଷ ବୋଲି କୁହାଯାଏ। ଏହା ଫଳ ଖାଉଥିବା ପଶୁ ପକ୍ଷୀଙ୍କଦ୍ୱାରା ବଂଶ ବିସ୍ତାର କରିଥାଏ । ବଡ଼ ହେଲା ପରେ ଏହାର ଡ଼ାଳରୁ ଓହଳ ବାହାରି ମାଟିରେ ଲାଗିଯାଏ, ଯାହାକୁ ଦେଖି ଚେରର ଭ୍ରମ ସୃଷ୍ଟି ହୁଏ । ଆଗକାଳରେ ପ୍ରତିଟି ଗାଁ ମୁଣ୍ଡରେ ନିଶ୍ଚୟ ଗୋଟିଏ ବରଗଛ ରହୁଥିଲା । ରଜ ପର୍ବରେ ପିଲାଏ ଏଥିରେ ଦୋଳି ଖେଳନ୍ତି । ଗାଁର ଲୋକେ ପୁଣ୍ୟ ହେବ ଭାବି ବରଗଛ ଓ ଓସ୍ତଗଛର ବାହାଘର କରିଥାନ୍ତି ।
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
{{Use British English|date=November 2011}} ଶ୍ରୀନିବାସ ରାମାନୁଜନ (pronunciation ) (୨୨ ଡିସେମ୍ବର ୧୮୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ 'ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବିମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ରାଜନୀତି ବିଜ୍ଞାନରେ ବିଭିନ୍ନ ଉପବିଭାଗ ରହିଛି ଯଥା ତୁଳନାତ୍ମକ ରାଜନୀତି, ରାଜନୀତିକ ଅର୍ଥନୀତି, ଅନ୍ତର୍ଜାତୀୟ ସମ୍ପର୍କ, ରାଜନୀତିକ ତତ୍ତ୍ୱ, ସାଧାରଣ ପ୍ରଶାସନ, ଜନନୀତି ଏବଂ ରାଜନୀତିକ ପଦ୍ଧତି । ଅଧିକନ୍ତୁ ରାଜନୀତି ବିଜ୍ଞାନ ଅର୍ଥନୀତି, ଆଇନ, ସମାଜ ବିଜ୍ଞାନ, ଇତିହାସ, ଦର୍ଶନ, ଭୂଗୋଳ, ମନୋବିଜ୍ଞାନ/ମାନସିକ ରୋଗ, ଆନ୍ଥ୍ରୋପୋଲୋଜି ଏବଂ ସ୍ନାୟୁବିଜ୍ଞାନ ସହିତ ଜଡ଼ିତ ଓ ଏବଂ ସେସବୁରୁ ଉଦ୍ଧୃତ ।
ମହାତ୍ମା ଗାନ୍ଧୀଙ୍କୁ ୧୯୪୮ ମସିହା ଜାନୁଆରୀ ୩୦ ତାରିଖରେ ବିରଳା ଭବନଠାରେ (ବର୍ତ୍ତମାନର ନୂଆଦିଲ୍ଲୀର ଗାନ୍ଧୀ ସ୍ମୃତି) ଗୁପ୍ତ ଭାବରେ ହତ୍ୟା କରାଯାଇଥିଲା । ସେଠାରେ ଗାନ୍ଧୀ ତାଙ୍କ ପରିବାର ଓ ଅନୁଗାମୀମାନଙ୍କ ସହ ପ୍ରାର୍ଥନା ସଭାରେ ଥିବାବେଳେ ହିନ୍ଦୁ ମହାସଭାର ରାଷ୍ଟ୍ରବାଦୀ ନାଥୁରାମ ବିନାୟକ ଗଡସେ ତାଙ୍କ ଛାତିକୁ ଅତି ନିକଟରୁ ୩ଥର ଗୁଳି ଚଳାଇଥିଲେ । ପରେ ତାଙ୍କୁ ସଙ୍ଗେ ସଙ୍ଗେ ରକ୍ତ ଜୁଡୁବୁଡ଼ୁ ଅବସ୍ଥାରେ ରହଣିସ୍ଥଳ ବିରଳା ଭବନକୁ ନିଆଯାଇଥିଲା ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ଜୟ ଜବାନ ଜୟ କିଶାନ ଲାଲବାହାଦୁର ଶାସ୍ତ୍ରୀଙ୍କଦ୍ୱାରା ଦିଆଯାଇଥିବା ଏକ ସ୍ଲୋଗାନ ଅଟେ | ୧୯୬୫ ମସିହାରେ ଭାରତର ରାଜଧାନୀ ଦିଲ୍ଲୀର ରାମ୍ଲୀଲା ମୈଦାନ୍ଠାରେ ଏକ ଜନ ସମାବେଶରେ ଲାଲବାହାଦୁର ଶାସ୍ତ୍ରୀ ପ୍ରଥମ ଥର ପାଇଁ ଏହି ସ୍ଲୋଗାନ ଦେଇଥିଲେ । ଜବାହରଲାଲ ନେହେରୁଙ୍କ ପରେ ଲାଲବାହାଦୁର ଶାସ୍ତ୍ରୀ ଭାରତର ପ୍ରଧାନମନ୍ତ୍ରୀ ପଦ ଅଳଙ୍କୃତ କରିଥିଲେ । ତେବେ ଏହି ସମୟରେ ପାକିସ୍ତାନ ଭାରତ ଉପରେ ଆକ୍ରମଣ କରିଥିଲା । ଏହି ସମୟରେ ଦେଶରେ ଖାଦ୍ୟ ଶସ୍ୟର ଘୋର ଅଭାବ ଦେଖାଦେଇଥିଲା । ତେଣୁ ଭାରତକୁ ଖାଦ୍ୟ ଶସ୍ୟ ଆମଦାନୀ କରିବା ପାଇଁ ଅନ୍ୟ ରାଷ୍ଟ୍ର ଉପରେ ନିର୍ଭରଶୀଳ ହେବାକୁ ପଡ଼ିଲା । ଏଭଳି ପରିସ୍ଥିତିରେ ଲାଲବାହାଦୁର ଶାସ୍ତ୍ରୀ ଜୟ ଜବାନ ଜୟ କିଶାନ ସ୍ଲୋଗାନଦ୍ୱାରା ଦେଶକୁ ରକ୍ଷା କରିବା ପାଇଁ ସୈନିକମାନଙ୍କୁ ଆହ୍ୱାନ ଦେବା ସହ ଭାରତର ଖାଦ୍ୟ ଶସ୍ୟ ଆମଦାନୀର ମାତ୍ରାକୁ କମ୍ କରିବା ନିମନ୍ତେ ପାରୁ ପର୍ଯ୍ୟନ୍ତ ଚେଷ୍ଟା କରିବା ପାଇଁ କୃଷକମାନଙ୍କୁ ଉତ୍ସାହିତ କରିବାକୁ ପ୍ରୟାସ କରିଥିଲେ । ସେ ସମୟରେ ଏହା ଏକ ଖୁବ୍ ଲୋକପ୍ରିୟ ସ୍ଲୋଗାନରେ ପରିଣତ ହୋଇଥିଲା ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଜାଭା ହେଉଛି ଏକ class based object oriented ପ୍ରୋଗ୍ରାମିଂଗ ଭାଷା। ଏହି ଭାଷା ମୁଖ୍ୟତଃ Applicationକୁ "write once run anywhere"(WORA) ଉପଯୁକ୍ତ କରିବା ପାଇଁ ଉନ୍ନତ କରାଯାଇଛି।"write once run anywhere"ର ଅର୍ଥ, compile ହୋଇଥିବା ଜାଭା codeକୁ ଅନ୍ୟ ଯେ କୌଣସି platformରେ ପୁନର୍ବାର compile ନକରି ମଧ୍ୟ ସିଧାସଳଖ run କଲେ ଏହା run ହୋଇପାରିବ। ଜାଭା Applicationଗୁଡ଼ିକ compile ହେଲାପରେ ଏହା bytecodeକୁ ପରିଣତ ହୋଇଥାଏ ଏବଂ ଏହି bytecode ଯେକୌଣସି କମ୍ପ୍ୟୁଟର OSର JVM(Java Virtual Machine)ରେ run ହୋଇପାରିବ। ୯୦ ଲକ୍ଷ developerଙ୍କ ମତ ଅନୁସାରେ ଜାଭା ୨୦୧୬ ମସିହା ବେଳକୁ ଅତ୍ୟନ୍ତ ଲୋକପ୍ରିୟ ପ୍ରୋଗ୍ରାମିଂ ଭାଷାରେ ପରିଣତ ହୋଇସାରିଥିଲା ଏବଂ ମୁଖ୍ୟତଃ client-server web application ପାଇଁ ଏହାର ବହୁଳ ବ୍ୟବହାର ମଧ୍ୟ ଆରମ୍ଭ ହୋଇସାରିଥିଲା। ଜାଭାକୁ Sun Microsystemsରେ କାର୍ଯରତ ଜେମ୍ସ ଗସଲିଙ୍ଗ ଉନ୍ନତ କରିଥିଲେ ଓ ୧୯୯୫ରେ release କରିଥିଲେ (ବର୍ତ୍ତମାନ Sun Microsystems, Oracle Corporation ଅକ୍ତିଆରରେ ଅଛି)। ଜାଭା ପ୍ରୋଗ୍ରାମିଂ ଭାଷାର ଅନେକ syntaxଗୁଡ଼ିକ ସି (ପ୍ରୋଗ୍ରାମିଂ ଭାଷା) ଓ C++ ପ୍ରୋଗ୍ରାମିଂ ଭାଷାରୁ ଆସିଛି।
ଗୌରୀଶଙ୍କର ରାୟ ଜଣେ ଓଡ଼ିଆ ଭାଷା ଆନ୍ଦୋଳନକାରୀ, ଲେଖକ ଓ ପ୍ରକାଶକ । ସେ ଉନବିଂଶ ଶତାବ୍ଦୀ ଓଡ଼ିଆ ନବଜାଗରଣର ପୁରୋଧା । ଗୌରୀଶଙ୍କର ଓଡ଼ିଶାବାସୀ ବଙ୍ଗାଳୀ ଓ ଉତ୍କଳ ସାହିତ୍ୟ ସମାଜର ସଭାପତି ଏବଂ ‘ଉତ୍କଳ ସଭା’ର ସମ୍ପାଦକ-ପରିଚାଳକ ହୋଇ ଓଡ଼ିଆ ଭାଷା ଆନ୍ଦୋଳନରେ ଭାଗନେଇଥିଲେ । ତାଙ୍କର ସମ୍ପାଦନାରେ ପ୍ରଥମ ଓଡ଼ିଆ ପତ୍ରିକା ଉତ୍କଳ ଦୀପିକା ପ୍ରକାଶିତ ହୋଇ ଓଡ଼ିଆମାନଙ୍କ ସ୍ୱାର୍ଥରକ୍ଷା ପାଇଁ ସରକାରଙ୍କ ପାଖରେ ଦାବି ଉପସ୍ଥାପିତ କରିବାର ଭୂମିକା ଗ୍ରହଣ କରିଥିଲା । ସେ କଟକ ଟାଉନ ହଲର ପ୍ରତିଷ୍ଠାତା ଥିଲେ ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ଅପରେଟିଙ୍ଗ ସିଷ୍ଟମ କଂପ୍ଯୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କଂପ୍ଯୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ । ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ବାରା କଂପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।
ଧର୍ମ ହେଉଛି ନିର୍ଦ୍ଦିଷ୍ଟ ଆଚରଣ ଏବଂ ଅଭ୍ୟାସ, ବିଶ୍ୱ ଦୃଷ୍ଟିକୋଣ, ଦିବ୍ଯଗ୍ରନ୍ଥ, ତୀର୍ଥ, ଭବିଷ୍ୟବାଣୀ, ନୈତିକତା ଇତ୍ଯାଦି ଯାହା ମାନବକୁ ଆଲୌକିକ, ଆଧ୍ୟୟନିକ କିମ୍ବା ଆଧ୍ୟାତ୍ମିକ ଉପାଦାନ ସହିତ ଜଡ଼ିତ କରୁଥିବା ସାମାଜିକ-ସାଂସ୍କୃତିକ ବ୍ୟବସ୍ଥା । ତେବେ ସ୍ପଷ୍ଟ ଭାବରେ ଧର୍ମର ସଜ୍ଞା ଉପରେ ଏପର୍ଯ୍ୟନ୍ତ କୌଣସି ଅଧ୍ୟୟନପ୍ରସୂତ ସହମତି ନାହିଁ ।ଭିନ୍ନ ଭିନ୍ନ ଧର୍ମରେ ଦିବ୍ୟ, ପବିତ୍ର ବସ୍ତୁ, ବିଶ୍ୱାସ, ଅଲୌକିକ ଜୀବ କିମ୍ବା ଅଲୌକିକ ଜୀବନ କିମ୍ବା "ଅବଶିଷ୍ଟ ଜୀବନ ପାଇଁ ମାନଦଣ୍ଡ ଏବଂ ଶକ୍ତି ପ୍ରଦାନ କରିବା ଭଳି କିଛି ଚିରନ୍ତନତା ଏବଂ ଅପାର୍ଥିବତା" ଆଦି ବିଷୟ ରହିଥାଇପାରେ କିମ୍ବା ନଥାଇପାରେ । ଧାର୍ମିକ ଅଭ୍ୟାସଗୁଡ଼ିକ ଭିତରେ ରୀତିନିତି, ଧର୍ମୋପଦେଶ, (ଦେବତା ଏବଂ/କିମ୍ବା ସନ୍ଥମାନଙ୍କ ପ୍ରତି) ସ୍ମାରକ କିମ୍ବା ଅତ୍ୟଧିକ ସମ୍ମାନ , ବଳିଦାନ, ପର୍ବ, ଭୋଜି, ପ୍ରଣାମ, ଆରମ୍ଭ, ଅନ୍ତିମକ୍ରିୟା, ବିବାହ କାର୍ଯ୍ୟ, ଧ୍ୟାନ, ପ୍ରାର୍ଥନା, ସଂଗୀତ, କଳା, ନୃତ୍ୟ, ଜନ ସେବା କିମ୍ବା ମାନବ ସଂସ୍କୃତିର ଅନ୍ୟ ଦିଗ ଅନ୍ତର୍ଭୁକ୍ତ ହୋଇପାରେ । ଧର୍ମଗୁଡ଼ିକରେ ବିଭିନ୍ନ ପରାଭୌତିକ କାହାଣୀସବୁ ରହିଛି । ଏସବୁ ପବିତ୍ର ଶାସ୍ତ୍ର, ପ୍ରତୀକ ଏବଂ ପବିତ୍ର ସ୍ଥାନମାନଙ୍କରେ ସଂରକ୍ଷିତ ହୋଇ ରହେ ଏବଂ ତାହାର ଉଦ୍ଦେଶ୍ୟ ସାଧାରଣତଃ ଜୀବନକୁ ଅର୍ଥପୂର୍ଣ୍ଣ କରିବା ଉଦ୍ଦେଶ୍ୟରେ ହୋଇଥାଏ । ଧର୍ମରେ ଥିବା ସାଙ୍କେତିକ କାହାଣୀସବୁକୁ ବେଳେବେଳେ ଅନୁଗାମୀମାନେ ସତ୍ୟ ବୋଲି କହିଥାନ୍ତି । ଏସବୁର ଉଦ୍ଦେଶ୍ୟ ଜୀବନର ଉତ୍ପତ୍ତି, ବ୍ରହ୍ମାଣ୍ଡ ଏବଂ ଅନ୍ୟାନ୍ୟ ଜିନିଷର ବ୍ୟାଖ୍ୟା କରିବା । ପାରମ୍ପରିକ ଭାବେ କାରଣ ରହିତ ବିଶ୍ୱାସକୁ ଧାର୍ମିକ ବିଶ୍ୱାସର ଉତ୍ସ ଭାବେ ବିବେଚନା କରାଯାଇଛି ।ବିଶ୍ୱରେ ପ୍ରାୟ ୧୦,୦୦୦ରୁ ଅଧିକ ଧର୍ମ ରହିଛି । ବିଶ୍ୱ ଜନସଂଖ୍ୟାର ୮୪ ଭାଗ ଲୋକ ଖ୍ରୀଷ୍ଟ, ହିନ୍ଦୁ, ଇସ୍ଲାମ, ବୌଦ୍ଧ ତଥା ଲୋକପ୍ରଥା ସହ ଯୋଡି ହୋଇଛନ୍ତି । ଅବଶିଷ୍ଟ ଲୋକମାନେ ନିଜକୁ କୌଣସି ନିର୍ଦ୍ଦିଷ୍ଟ ଧର୍ମର ବୋଲି ଭାବନ୍ତି ନାହିଁ କିମ୍ବା ସେମାନେ ନିଜକୁ ନାସ୍ତିକ ବୋଲି ମାନନ୍ତି ।
ରାମଦାସ ମୋହନଦାସ ଗାନ୍ଧୀ (୨ ଜାନୁଆରୀ ୧୮୯୭ - ୧୪ ଅପ୍ରେଲ ୧୯୬୯) ମୋହନଦାସ କରମଚାନ୍ଦ ଗାନ୍ଧୀଙ୍କ ତୃତୀୟ ପୁତ୍ର ଥିଲେ । ସେ ଦକ୍ଷିଣ ଆଫ୍ରିକାରେ ଜନ୍ମଗ୍ରହଣ କରିଥିଲେ । ସେ ତାଙ୍କ ପିତାମାତା ଏବଂ ତାଙ୍କର ସମସ୍ତ ଭାଇଙ୍କଠାରୁ ଅଲଗା ରହୁଥିଲେ । ସେ ଏବଂ ତାଙ୍କ ପତ୍ନୀ ନିର୍ମଳାଙ୍କର ତିନୋଟି ସନ୍ତାନ ଥିଲେ; ସୁମିତ୍ରା ଗାନ୍ଧୀ, କାନୁ ଗାନ୍ଧୀ ଏବଂ ଉଷା ଗାନ୍ଧୀ । ସେ ତାଙ୍କ ପିତାଙ୍କ ଭାରତୀୟ ସ୍ୱାଧୀନତା ଆନ୍ଦୋଳନରେ ସକ୍ରିୟ ଥିଲେ ।
ଇନ୍ଦୁପ୍ରକାଶ ୧୮୦୦ ଦଶକର ଶେଷ ଭାଗ ତଥା ୧୯୦୦ ଦଶକର ପ୍ରାରମ୍ଭିକ ସମୟରେ ବମ୍ବେରୁ ପ୍ରକାଶିତ ଏକ ଆଙ୍ଗ୍ଲୋ - ମରାଠୀ ସାମୟିକ ପତ୍ରିକା ଥିଲା । ଏହି ପତ୍ରିକା ୧୮୬୨ ମସିହାରେ ବିଷ୍ଣୁ ପର୍ଶୁରାମ ପଣ୍ଡିତଙ୍କ ଦ୍ୱାରା ପ୍ରତିଷ୍ଠିତ ହୋଇଥିଲା । ଏହା ଏକ ସାପ୍ତାହିକ, ଦ୍ୱିଭାଷୀ ତଥା ସାମୟିକ ପତ୍ରିକା ଭାବରେ ପ୍ରକାଶିତ ହୋଇଥିଲା ଏବଂ ଏଥିରେ ଭାରତୀୟ ସ୍ୱାଧୀନତା ଆନ୍ଦୋଳନ ତଥା ବ୍ରିଟିଶ ଉପନିବେଶ ନିୟମକୁ ସମାଲୋଚନା କରୁଥିବା ବିଷୟ ଗୁଡ଼ିକ ରହିଥିଲା । ପରେ ଏହାକୁ 'ଲୋକମାନ୍ୟ'ରେ ମିଶ୍ରଣ କରାଯାଇଥିଲା । ଇନ୍ଦୁପ୍ରକାଶର ସଫଳତାରେ ଜଡିତ ଥିବା ବ୍ୟକ୍ତିତ୍ଵ ମାନେ ହେଲେ ରାନାଡେ, ତେଲାଙ୍ଗ, ଚନ୍ଦ୍ରୱାକର, ପାର୍ବତୀ ଇତ୍ୟାଦି । ଇନ୍ଦୁପ୍ରକାଶ ଦାୟିତ୍ୱରେ ଥିବା କେ. ଜି.
ୟୁଟୁବ ଏକ ଆମେରିକୀୟ ୱେବସାଇଟ, ଯେଉଁଠାରେ ଭିଡିଓକୁ ଅପଲୋଡ କରି ଅନ୍ୟମାନଙ୍କ ସହିତ ସେୟାର କରାଯାଏ । ଏହା ଫେବୃଆରୀ ୨୦୦୫ ମସିହାରେ ପେପାଲ୍ କଂପାନୀର କିଛି ପୂର୍ବତନ କର୍ମଚାରୀଙ୍କଦ୍ୱାରା ଆରମ୍ଭ ହୋଇଥିଲା । ଏହାର ମୁଖ୍ୟ କାର୍ଯ୍ୟାଳୟ ସାନ୍ ବ୍ରୁନୋ, କାଳିଫର୍ନିଆରେ ଅବସ୍ଥିତ । ୨୦୦୬ ମସିହାରେ ଏହାକୁ ଗୁଗୁଲ କିଣିନେଇଥିଲା । ଗୁଗୁଲ୍ ସର୍ଚ୍ଚ ପରେ ଏହା ହେଉଛି ୨ୟ ୱେବ୍ସାଇଟ୍ ଯେଉଁଠିକୁ ଅଧିକ ଲୋକ ବ୍ୟବହାର କରନ୍ତି । ମଇ ୨୦୧୯ର ଏକ ରିପୋର୍ଟ ଅନୁସାରେ, ୟୁଟ୍ୟୁବ୍ରେ ପ୍ରତି ମିନିଟ୍ରେ ୫୦୦ ଘଣ୍ଟାରୁ ଅଧିକ ଭିଡିଓ ଅପଲୋଡ଼ କରାଯାଉଥିଲା ।
ଛବିଳ ମଧୁ ବର୍ଣ୍ଣବୋଧ ଓଡ଼ିଶାର ଏକ ଶିଶୁ ପୁସ୍ତକ ଅଟେ । ଏହା ଭକ୍ତକବି ମଧୁସୂଦନ ରାଓଙ୍କଦ୍ୱାରା ୧୮୯୫ ମସିହାରେ ଲେଖାଯାଇଥିଲା । ଓଡ଼ିଆ ଭାଷା ଶିଖିବା ପାଇଁ (ବିଶେଷ କରି ପିଲାମାନଙ୍କପାଇଁ) ଏକ ସଂପୂର୍ଣ ପୁସ୍ତକ ଅଟେ । ଏଥିରେ ଓଡ଼ିଆ ବର୍ଣ୍ଣମାଳା ସହ ମାତ୍ରା ଓ ଯୁକ୍ତାକ୍ଷର ରହିଛି, ଯାହାକି ପିଲାଙ୍କ ମନେରହିବା ପରି ଲେଖାମାନଙ୍କରେ ଦର୍ଶାଯାଇଛି । ଏହି ବହିଟିରେ ଇଂରାଜୀ ଏବଂ ହିନ୍ଦୀ ବର୍ଣ୍ଣମାଳା ମଧ୍ୟ ଅଛି । ଏଥିସହିତ ବହି ଶେଷରେ ପ୍ରାର୍ଥନା ଓ ପଣକିଆ ବହିଟିକୁ ଏକ ସଂପୂର୍ଣ୍ଣ ପ୍ରାଥମିକ ପୁସ୍ତକ କରିଛି ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ନୂଆଖାଇ (ନୂଆଁଖାଇ ବା ନବାନ୍ନ ଭାବେ ମଧ୍ୟ ଜଣା) ଓଡ଼ିଶାର ପଶ୍ଚିମାଞ୍ଚଳର ଏକ ପାରମ୍ପରିକ ପର୍ବ । ନୂଆଖାଇ ଧାନ ଅମଳର ଖୁସିର ପାଳନ କରିବା ନିମନ୍ତେ କରାଯାଇଥାଏ । ପାଞ୍ଜି ଅନୁସାରେ ଏହା ଭାଦ୍ରବ ମାସର ଶୁକ୍ଳ ପଞ୍ଚମୀ ତିଥିରେ (ଗଣେଶ ଚତୁର୍ଥୀର ପରଦିନ) ପାଳିତ ହୋଇଥାଏ । ଏହି ଦିନ ପ୍ରତି ଗ୍ରାମର ପରିବାରମାନେ ନିଜ ନିଜ ଘରେ ଅକାଣ୍ଡିଆ ଚାଉଳର କ୍ଷୀରି ରାନ୍ଧିବା ସହ ଯୁଗ୍ମ ପରିବାରରେ ତଥା ସମଗ୍ର ଗ୍ରାମରେ ସାମୁହିକ ଭାବେ ମଧ୍ୟ ରାନ୍ଧିଥାନ୍ତି । ଏହି କ୍ଷୀରି "ନବାନ୍ନ" ବା "ନବାର୍ଣ୍ଣ" ନାମରେ ଜଣା । ଗ୍ରାମର ଦେହୁରୀ ସେହି ନବାନ୍ନକୁ ପୂର୍ବଜମାନଙ୍କୁ ଅର୍ପଣ କରିଥାନ୍ତି ଆଉ ଭୋଗ ରୂପେ ସମସ୍ତଙ୍କୁ ବାଣ୍ଟିଥାନ୍ତି । ନୂଆଖାଇ ପାଳନ ପରଦିନ "ନୂଆଖାଇ ବାସି" ପାଳନ ହୁଏ ଓ ଏହିଦିନ ବଳକା ନୂଆନ୍ନ, କ୍ଷୀରି-ପିଠା ଖିଆହେବା ସହ ମାଂସ ରନ୍ଧାଯାଇଥାଏ । ବାସି ପରଦିନ "ତିଆସି" ପାଳନ ହୁଏ ଓ ଏହିଦିନ ଗ୍ରାମବାସୀମାନେ ମାଂସ ସମେତ ବିଭିନ୍ନ ଖାଦ୍ୟ ଓ ମଦ ଖିଆପିଆ ଓ ପାରମ୍ପାରିକ ଖେଳ (ଯଥା ଡୁଡୁ, ଖୋଖୋ, ବାଡ଼ି-ଖିଚା, କୁସ୍ତି) ଖେଳି ସମୟ ଅତିବାହିତ କରିଥାନ୍ତି ।
ବ୍ରାହ୍ମ ସମାଜ ରାଜା ରାମମୋହନ ରାୟଙ୍କଦ୍ୱାରା ୧୮୨୮ ମସିହା ଅଗଷ୍ଟ ୨୦ ତାରିଖରେ ପ୍ରତିଷ୍ଠିତ ଏକ ଧାର୍ମିକ ଅନୁଷ୍ଠାନ। ବ୍ରହ୍ମ ସମାଜ ଥିଲା ରାଜା ରାମମୋହନ ରାୟଙ୍କର ଏକ ଅନବଦ୍ୟ ସୃଷ୍ଟି। ଏହି ଅନୁଷ୍ଠାନ ମାଧ୍ୟମରେ ହିଁ ସେ ଜନସାଧାରଣମାନଙ୍କୁ ତାଙ୍କ ବାଣୀ ପ୍ରଚାର କରିଥିଲେ। ଆଧ୍ୟତ୍ମିକତା, ସହିଷ୍ଣୁତା ଓ ସର୍ବ ଧର୍ମସମନ୍ୱୟ ଥିଲା ବ୍ରାହ୍ମ ସମାଜର ଆଦର୍ଶ। ରାମସେ ମେକଡୋନାଲଡଙ୍କ ଭାଷାରେ ବ୍ରାହ୍ମ ସମାଜ ହିନ୍ଦୁ ଧର୍ମକୁ ପରିତ୍ୟାଗ ନକରି ପାଶ୍ଚାତ୍ୟ ଜଗତର ଧର୍ମ ବିଶ୍ୱାସ ପ୍ରତି ଉଦାର ଓ ସହାନୁଭୂତି ସମ୍ପନ୍ନ ହେବାକୁ ଚେଷ୍ଟା କରୁଥିଲା। ଏହି ସମାଜଦ୍ୱାରା ରାମମୋହନ ହିନ୍ଦୁ ଧର୍ମର ରକ୍ଷଣଶୀଳତାକୁ ଦୂର କରିବା ନିମନ୍ତେ ଚେଷ୍ଟା କରି କେତେକାଂଶରେ କୃତକାର୍ଯ୍ୟ ହୋଇଥିଲେ। ବାସ୍ତବପକ୍ଷେ ଭାରତୀୟମାନଙ୍କ ମନରେ ସ୍ୱାଧୀନ ଚିନ୍ତାଧାରା ଓ ଦୁଃସାହାସିକ ମନୋଭାବର ବୀଜ ବପନ କରିବାରେ ସାହାଯ୍ୟ କରିଥିଲା ବ୍ରହ୍ମ ସମାଜ। ପରେ ପରେ ଏହି ବୀଜ ଏକ ବିରାଟ ବୃକ୍ଷରେ ପରିଣତ ହୋଇ ସ୍ୱାଧୀନତା ଲାଭ ନିମନ୍ତେ ସଂଗ୍ରାମ କରିବାକୁ ଭାରତୀୟମାନଙ୍କୁ ପ୍ରୋତ୍ସାହିତ କରିଥିଲା। ଏହା ଏକ ପ୍ରଭାବଶାଳୀ ଧାର୍ମିକ ଆନ୍ଦୋଳନ ମଧ୍ୟରୁ ଅନ୍ୟତମ ଥିଲା, ଯାହା ଆଧୁନିକ ଭାରତ ନିର୍ମାଣର ବିଶ୍ୱାସଯୋଗ୍ୟ ।
ଦୁର୍ଗା ପୂଜା ଆଶ୍ୱିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ୱାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ୱାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ୱାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଓଡ଼ିଶା ଭାରତର ପୂର୍ବ ଉପକୂଳରେ ଅବସ୍ଥିତ ଏକ ପ୍ରଶାସନିକ ରାଜ୍ୟ । ଏହାର ଦକ୍ଷିଣରେ ଆନ୍ଧ୍ର ପ୍ରଦେଶ, ପଶ୍ଚିମରେ ଛତିଶଗଡ଼, ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ଏବଂ ପୂର୍ବରେ ବଙ୍ଗୋପ ସାଗର ରହିଛି । ରାଜ୍ୟର ପଶ୍ଚିମ ଓ ଉତ୍ତରାଂଶ ଛୋଟନାଗପୁର ମାଳଭୂମିର ଅଂଶବିଶେଷ । ଉପକୂଳବର୍ତ୍ତୀ ଅଞ୍ଚଳ ଏବଂ ମହାନଦୀ, ବ୍ରାହ୍ମଣୀଓ ବୈତରଣୀ ନଦୀ ପ୍ରଭୃତିର ମୁହାଣରେ ଉର୍ବର ପଟୁମୃତ୍ତିକା ଯୁକ୍ତ ସମତଳ ଭୂମି ଦେଖାଯାଏ । ଏହି ସମତଳ ଭୂମିରେ ମୂଖ୍ୟତଃ ଧାନଚାଷ କରାଯାଏ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।