ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ତାଡୋବା ଅନ୍ଧାରୀ ବ୍ୟାଘ୍ର ଅଭୟାରଣ୍ୟ (ଈଂରାଜୀରେ Tadoba Andhari Tiger Reserve, ହିନ୍ଦୀରେ ताडोबा-अंधारी व्याघ्र प्रकल्प) କେନ୍ଦ୍ରୀୟ ଭାରତର ଏକ ବ୍ୟାଘ୍ର ଅଭୟାରଣ୍ୟ । ଏହା ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲ୍ଲାରେ ଅବସ୍ଥିତ ଏହି ଅଭୟାରଣ୍ୟ ମହାରାଷ୍ଟ୍ରର ସର୍ବବୃହତ୍ ଓ ସବୁଠାରୁ ପୁରୁଣା ଜାତୀୟ ଉଦ୍ୟାନ । ଭାରତର ବ୍ୟାଘ୍ର ପ୍ରକଳ୍ପ (ପ୍ରୋଜେକ୍ଟ୍ ଟାଇଗର୍)ଦ୍ୱାରା ଚିହ୍ନଟ ୫୦ଟି ବ୍ୟାଘ୍ର ଅଭୟାରଣ୍ୟ ମଧ୍ୟରୁ ଏହା ଅନ୍ୟତମ । ବାଘଙ୍କ ସୁରକ୍ଷା ନିମନ୍ତେ ନିର୍ମିତ ହୋଇଥିବା ଏହି ଉଦ୍ୟାନରେ ବାଘ ବ୍ୟତୀତ ୫୦ ପ୍ରଜାତିର ପଶୁ ଓ ୧୯୫ ପ୍ରଜାତିର ପକ୍ଷୀ ବାସକରନ୍ତି ।
କୋହିନୂର ଏକ ମୂଲ୍ୟବାନ ହୀରା,ଯାହା ଆନ୍ଧ୍ର ପ୍ରଦେଶର କୋଲୁର ଖଣିରୁ ମିଳିଥିଲା । ପ୍ରଥମେ ଯେତେବେଳେ ହୀରାଖଣି ଗର୍ଭରୁ ଆବିଷ୍କୃତ ହୋଇଥିଲା, ସେତେବେଳେ ଏହାର ଓଜନ ଆଠଶହ ତୋଳା ଥିଲା । ଗୋଲକୁଣ୍ଡାର ଏକ ଖଣି ଗର୍ଭରୁ ଆବିଷ୍କୃତ ଏକଶତ ବୟାନବେ ତୋଳା ଓଜନ ବିଶିଷ୍ଟ ଏହି ହୀରାରୁ ବହୁ ରାଜା, ସମ୍ରାଟମାନେ ନିଜ ନିଜ ପସନ୍ଦରେ ତହିଁରୁ କିଛିି କାଟି ତାକୁ ନିଜ ନିଜ ମୁକୁଟରେ ଲଗାଇଲା ପରେ ଶେଷକୁ ଏହାର ଓଜନ ଆଉ ମାତ୍ର ଏକଶତ ନଅ ତୋଳା ରହିଥିଲା । ୧୮୫୨ରେ ଇଂରେଜ ସରକାର ପଞ୍ଜାବ ଜୟକରି କୋହିନୂରକୁ ଲଣ୍ଡନ ପଠାଇବା ପର୍ଯ୍ୟନ୍ତ ଏହା ସ୍ଥାନାନ୍ତରିତ ହେବାର ପ୍ରଶ୍ନ ନ ଥିଲା । ବର୍ତ୍ତମାନ ଏହା ଇଂଲଣ୍ଡରେ ବ୍ରିଟିଶରାଣୀଙ୍କ ମୁକୁଟରେ ଶୋଭାପାଉଛି।
ଗାୟନ ଏପରି ଏକ କ୍ରିୟା ଅଟେ ଯାହାଦ୍ୱାରା ମାନବର ସ୍ୱରର ସହାୟତାରେ ସଙ୍ଗୀତ ଧ୍ୱନି ଉତ୍ପନ କରାଯାଇଥାଏ ଏବଂ ସାମାନ୍ୟ କଥା ବାର୍ତ୍ତାକୁ ରାଗ ଏବଂ ତାଳ ଦୁହିଁଙ୍କ ପ୍ରୟୋଗରେ ବଢିଥାଏ । ଯେଉଁ ବ୍ୟକ୍ତି ଗାଇଥାଏ ତାଙ୍କୁ ଗାୟକ କିମ୍ବା ସଙ୍ଗୀତକାର କୁହାଯାଇଥାଏ । ଗାୟନ ସର୍ବଦା ଅନ୍ୟ ସଙ୍ଗୀତକାରମାନଙ୍କ ସମୂହରେ କରାଯାଇଥାଏ , ଯେପରି ଭିନ୍ନ ଭିନ୍ନ ପ୍ରକାର ସ୍ୱର ଥିବା ବହୁ ଗାୟକ ମାନଙ୍କ ସହିତ କିମ୍ବା ବିଭିନ୍ନ ପ୍ରକାର ବାଦ୍ୟ ଯନ୍ତ୍ର ବାଯାଉଥିବା କଳାକାର ମାନଙ୍କ ସହିତ । ସମସ୍ତ ପ୍ରକାରର ବ୍ୟକ୍ତି, ଯିଏ କଥା କହିପାରେ ସେ ମଧ୍ୟ ଗୀତ ଗାଇପାରେ । କାରଣ ଗାୟନ କଥା କହିବାର ଏକ ପରିସ୍କୃତ ରୂପ ଅଟେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ – ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରାଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ନବରାତ୍ରୀ ଏକ ହିନ୍ଦୁ ପର୍ବ ଓ ଏହା ନଅ ରାତି (ଏବଂ ଦଶ ଦିନ) ଧରି ପ୍ରତିବର୍ଷ ଶରତ ଋତୁରେ ପାଳନ କରାଯାଇଥାଏ । ଏହା ବିଭିନ୍ନ କାରଣରୁ ଏବଂ ଭାରତୀୟ ସାଂସ୍କୃତିକ କ୍ଷେତ୍ରର ବିଭିନ୍ନ ଭାଗରେ ଭିନ୍ନ ଭିନ୍ନ ଭାବଏ ପାଳନ କରାଯାଇଥାଏ । ତାତ୍ତ୍ୱିକ ଭାବେ ଚାରୋଟି ଋତୁକାଳୀନ ନବରାତ୍ରୀ ରହିଛି । ତେବେ ସାଧାରଣତଃ ମୌସୁମୀ ପରବର୍ତ୍ତୀ ଶାରଦୀୟ ନବରାତ୍ରୀ ପ୍ରଧାନ । ଏଥିରେ ହିନ୍ଦୁ ଦେବୀଙ୍କୁ (ଦୁର୍ଗା) ସମ୍ମାନ ଜଣାଇ ପାଳନ କରାଯାଏ । ଏହି ପର୍ବ ହିନ୍ଦୁ ପାଞ୍ଜିର ଆଶ୍ୱିନ ମାସର ଶୁକ୍ଳପକ୍ଷରେ ପାଳନ କରାଯାଏ ଓ ଏହା ସାଧାରଣତଃ ଗ୍ରେଗୋରିଆନ ମାସ ସେପ୍ଟେମ୍ବର ଏବଂ ଅକ୍ଟୋବରରେ ପଡ଼ିଥାଏ ।
ଦୁର୍ଗା ପୂଜା ଆଶ୍ୱିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ୱାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ୱାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ୱାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଚନ୍ଦନଯାତ୍ରା ଶ୍ରୀମନ୍ଦିରରେ ସବୁଠୁ ଅଧିକ ଦିନ ଧରି ପାଳିତ ହେଉଥିବା ଏକ ପର୍ବ । ଏହା ବୈଶାଖ ଶୁକ୍ଳ ତୃତୀୟା (ଅକ୍ଷୟ ତୃତୀୟା)ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ (ସ୍ନାନପୂର୍ଣ୍ଣିମାର ପୂର୍ବଦିନ) ପର୍ଯ୍ୟନ୍ତ ମୋଟ ୪୨ ଦିନ ଧରି ଅନୁଷ୍ଠିତ ହୋଇଥାଏ । ଏହା ଅକ୍ଷୟ ତୃତୀୟାଠାରୁ ଜ୍ୟେଷ୍ଠ କୃଷ୍ଣ ଅଷ୍ଟମୀ ପର୍ଯ୍ୟନ୍ତ ୨୧ଦିନ ନରେନ୍ଦ୍ର ପୁଷ୍କରଣୀରେ ବାହାର ଚନ୍ଦନଯାତ୍ରା ରୂପେ ଓ ପରବର୍ତ୍ତୀ ୨୧ଦିନ (ଜ୍ୟୈଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ) ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ଚନ୍ଦନ ରୂପେ ପାଳିତ ହୋଇଥାଏ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଦୁର୍ଗମଛେଦିନୀ, ଦୁର୍ଗତିନାଶିନୀ, ଶକ୍ତି ସ୍ୱରୂପିଣୀ, ତ୍ରିଶୂଳଧାରିଣୀ, ବଳଦାୟିନୀ, ମହିଷମର୍ଦ୍ଦିନୀ, ଚଣ୍ଡମୁଣ୍ଡ ବିନାଶିନୀ ମା’ ଦୁର୍ଗା ହେଉଛନ୍ତି ସମସ୍ତ ଶକ୍ତିର ଅଧିଷ୍ଠାତ୍ରୀ ଦେବୀ । ମା’ ଦୁର୍ଗା ହେଉଛନ୍ତି ମୋକ୍ଷଦାତ୍ରୀ, ମଙ୍ଗଳମୟୀ । ମା’ ଦୁର୍ଗାଙ୍କୁ ଉପାସନା କଲେ ମଣିଷ ଧର୍ମ – ଅର୍ଥ – କାମ – ମୋକ୍ଷ ଚତୁର୍ବର୍ଗର ଫଳପ୍ରାପ୍ତି କରିଥାଏ । ଦୁର୍ଗାସାଧନାର ପ୍ରାପ୍ତିଫଳ ଅସୀମ ଏବଂ ଅନନ୍ତ । ଏକଦା ଦେବତାମାନେ ମାତାଦୁର୍ଗାଙ୍କୁ ଷୋଡଶ ଉପଚାରରେ ପୂଜା କଲେ । ଦେବତାମାନଙ୍କ ପୂଜାରେ ସନ୍ତୁଷ୍ଟ ହୋଇ ଦୁର୍ଗତିନାଶିନୀ ଦୁର୍ଗା କହିଲେ – “ ହେ ଦେବଗଣ, ମୁଁ ତୁମ୍ଭମାନଙ୍କ ପୂଜାରେ ସନ୍ତୁଷ୍ଟ । ମୁଁ ତୁମ୍ଭମାନଙ୍କୁ ଏକ ଦୁର୍ଲଭବସ୍ତୁ ପ୍ରଦାନ କରିବି “ । ଦୁର୍ଗାଙ୍କ କଥା ଶୁଣି ଦେବତାମାନେ କହିଲେ – “ ହେ ମା’ ଦୁର୍ଗା ଆପଣ ଆମ୍ଭମାନଙ୍କର ଶତ୍ରୁ ମହିଷାସୁର, ଚଣ୍ଡମଣ୍ଡ ଓ ଶୁମ୍ଭନିଶୁମ୍ଭ ଆଦି ଦାନବମାନଙ୍କୁ ସଂହାର କରିଛନ୍ତି । ଆପଣ ଭକ୍ତମାନଙ୍କ ପାଇଁ କଳ୍ପବୃକ୍ଷ ଅଟନ୍ତି । ଆମ୍ଭେମାନେ ଆପଣଙ୍କର ଶରଣାପନ୍ନ । ଆପଣ ସଂକଟରେ ପଡ଼ିଥିବା ଭକ୍ତମାନଙ୍କୁ କିପରି ରକ୍ଷା କରନ୍ତି ସେହି କଥା ଆମ୍ଭ ନିକଟରେ ପ୍ରକାଶ କରନ୍ତୁ । ଦେବତାମାନଙ୍କର ପ୍ରାର୍ଥନା ଶୁଣି ଦୁର୍ଗାଦେବୀ କହିଲେ – ହେ ଦେବଗଣ, ମୁଁ ଯେଉଁ କଥା ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରିବାକୁ ଯାଉଛି ତହ ଅତ୍ୟନ୍ତ ଦୁର୍ଲଭ ଅଟେ । ମୋର ବତିଶିଟି ନାମମାଳା ସମସ୍ତ ବିପଦକୁ ବିନାଶ କରି ଭକ୍ତର ସଂକଟମୋଚନ କରିଥାଏ । ତ୍ରିଭୁବନରେ ଏପରି ଦୁର୍ଲଭ ସ୍ତୁତି କିଛି ନାହିଁ । ଏହା ଖୁବ୍ ଗୋପନୀୟ । ଏହିସ୍ତୁତି ମନଦେଇ ଶ୍ରବଣ କର । ଏହି ସ୍ତୁତିଟି ହେଲା –
ଦୁର୍ଗା (ସଂସ୍କୃତ: दुर्गा, ଅସଂଲିବ: Durgā) ହିନ୍ଦୁ ଧର୍ମର ଏକ ପ୍ରମୁଖ ଦେବୀ । ସେ ଦେବୀଙ୍କ ଏକ ମୁଖ୍ୟ ଦିଗ ଭାବରେ ପୂଜା ପାଆନ୍ତି ଏବଂ ଲୋକପ୍ରିୟ ହିନ୍ଦୁ ଦେବଦେବୀଙ୍କ ମଧ୍ୟରେ ଅନ୍ୟତମ ଭାବେ ସମ୍ମାନୀତ । ସେ ସୁରକ୍ଷା, ଶକ୍ତି, ମାତୃତ୍ୱ, ବିନାଶ ଏବଂ ଯୁଦ୍ଧ ସହ ଜଡ଼ିତ । ତାଙ୍କର କିମ୍ବଦନ୍ତୀ ଶାନ୍ତି, ସମୃଦ୍ଧି ଏବଂ ଧର୍ମପ୍ରତି ବିପଦ ସୃଷ୍ଟି କରୁଥିବା ମନ୍ଦ ଏବଂ ଭୂତ ଶକ୍ତିର ମୁକାବିଲା ସମ୍ବନ୍ଧିତ । ଦୁର୍ଗା ନିର୍ଯାତିତଙ୍କ ମୁକ୍ତି ପାଇଁ ଦୁଷ୍ଟମାନଙ୍କ ବିରୁଦ୍ଧରେ ନିଜର ଦିବ୍ୟ କ୍ରୋଧ ପ୍ରକାଶ କରୁଥିବା ଏବଂ ସୃଷ୍ଟିକୁ ସଶକ୍ତ କରିବା ପାଇଁ ବିନାଶ କରୁଥିବା ବିଶ୍ୱାସ କରାଯାଏ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭାଦ୍ୱାରା ନିର୍ମିତ) । ଏହା ଲୋକଙ୍କଦ୍ୱାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ୱ ଓ ଧାର୍ମିକ ଗୁରୁତ୍ତ୍ୱ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱରଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରିରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରିରେ ୧୮ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
ଦଶହରା ଓଡ଼ିଶାରେ ପାଳିତ ଏକ ଗଣପର୍ବ । ଓଡ଼ିଶା ଭଳି ବିଭିନ୍ନ ଭାରତୀୟ ରାଜ୍ୟରେ ଏହା ଦଶେରା, ନବରାତ୍ରି, ଦୁର୍ଗା ପୂଜା ନାମରେ ସମାନ ସମୟରେ ପାଳିତ । ଏହା ଆୟୁଧ ପୂଜା ବା ଅସ୍ତ୍ରପୂଜା ନାମରେ ଓଡ଼ିଶାରେ ଆଗରୁ ପାଳିତ ହେଉଥିଲା ଯାହା ପରେ ବଙ୍ଗରୁ ଆରମ୍ଭ ମାଟି ମୂର୍ତ୍ତି ନିର୍ମାଣ କରି ଦୁର୍ଗା ପୂଜା ଅଥବା ଉତ୍ତର ଭାରତରେ ପାଳିତ "ନବରାତ୍ରି" ସହିତ ପାଳିତ ହୋଇଆସୁଛି । ଦଶହରା ଅବସରରେ ଖଣ୍ଡା, ଢାଲ, ଲଙ୍ଗଳ ଲୁହା, କରଣୀ ଆଦି ବିଭିନ୍ନ ପାରମ୍ପାରିକ ଯନ୍ତ୍ର ଓ ଉପକରଣ ଆଦି ଏହି ଦିନ ପୂଜା କରାଯାଇଥାଏ । ଓଡ଼ିଶା ଏକ କୃଷିପ୍ରଧାନ ରାଜ୍ୟ ହୋଇଥିବାରୁ କୃଷିଭିତ୍ତିକ ଉପକରଣ ହଳ-ଲଙ୍ଗଳ, ଐତିହାସିକ ଯୁଦ୍ଧରେ ଅରି ପରାହତ ନିମନ୍ତେ ବ୍ୟବହାର ହୋଇଥିବାରୁ ଖଣ୍ଡା, ଢାଲ ଆଦି ଉପକରଣ ତଥା ନଥିକରଣରେ ମୁଖ୍ୟ ଭୂମିକା ନିଭାଇଥିବାରୁ କରଣୀ ଆଦି ଉପକରଣକୁ ଏହି ଦିନ ପୂଜା କରାଯାଇଥାଏ । ଏହା ଓଡ଼ିଶାର ବିଭିନ୍ନ ଜାତିର ଲୋକଙ୍କ କୌଳିକ ପେଷାର ଉପକରଣମାନଙ୍କ ପ୍ରତି ଅଙ୍ଗୀକାରବଦ୍ଧତାକୁ ଦର୍ଶାଇବା ନିମନ୍ତେ ପାଳିତ ହୋଇଥାଏ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି।
ଜଗତର ନାଥ ଶ୍ରୀ ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରା ଓ ସୁଦର୍ଶନଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଓଡ଼ିଶାର ରାଜ୍ୟପାଳମାନଙ୍କର ତାଲିକା
୧୯୩୬ରେ ଓଡ଼ିଶା ସ୍ୱତନ୍ତ୍ର ରାଜ୍ୟ ଗଠନ ହେବା ପରେ ରାଜ୍ୟପାଳ ଭାବେ ଦାୟିତ୍ୱ ନିର୍ବାହ କରିଥିବା ବ୍ୟକ୍ତି ବିଶେଷଙ୍କ ତାଲିକା:
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ୱିନ ଶୁକ୍ଲପକ୍ଷ ପ୍ରତିପଦଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହୋଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି - ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ ।
ମହାପ୍ରଭୁଙ୍କ ବେଶ ମଧ୍ୟରେ ବଣଭୋଜି ବେଶ ଅନ୍ୟତମ । ଏହି ବେଶ ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମ ଉତ୍ସବ ବା ନନ୍ଦୋତ୍ସବର ପରଦିନ ଅନୁଷ୍ଠିତ ହେଇଥାଏ । ଏହି ବେଶପୂର୍ବରୁ ମହାପ୍ରଭୁଙ୍କ କୋଳି ବିକା ନୀତି ସମ୍ପନ୍ନ ହେଇଥାଏ । ଏହା ସହ ଠାକୁରମାନେ ବକାସୁର ଓ ଅଘାସୁର ବଧ କରିଥାଆନ୍ତି । ଏହି ଉତ୍ସବର ସ୍ୱତନ୍ତ୍ର ନୀତି ମୁତାବକ ମଧ୍ୟାହ୍ନ ଧୂପ ବେଶରେ ବଡ଼ ଠାକୁର ଏବଂ ପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦୁଇଟି ଆଜ୍ଞାମାଳ ଲାଗି ହୋଇଥାଏ । ମଧ୍ୟାହ୍ନ ଧୂପ ପରେ ଦକ୍ଷିଣ ଘରୁ ରାମକୃଷ୍ଣଙ୍କୁ ଆଣି ସିଂହାସନରେ ବିଜେ କରାଯାଇଥାଏ । ବିମାନ ବଡୁ ସେବକ ପାଲିଙ୍କିକୁ ନେଇ ବଡ଼ଛତା ମଠ ଆଖଡ଼ା ପାଖ କାଠ ସିଂହାସନରେ ବିଜେ କରାଇଥାନ୍ତି । ଏହି ମଠ ସମ୍ମୁଖରେ ଜଣେ ଲୋକ ଶବରୁଣୀ ବେଶରେ ନଡି଼ଆ, କୋଳି ଧରି ଥାଏ । ଏଠାରୁ ଭିତରଚ୍ଛୁ ମହାପାତ୍ରେ ଶବରୁଣୀଠାରୁ କୋଳିନେଇ ରୂପା ପିଙ୍ଗଣରେ ରଖି ମଣୋହି କରିଥାନ୍ତି । ରାକକୃଷ୍ଣ ପାଲିଙ୍କିରେ ବିଜେ ହେବାପରେ ସନ୍ଧ୍ୟାଧୂପରେ ପୁଷ୍ପାଳକମାନେ ବଣଭୋଇ ବେଶ କରିଥାନ୍ତି । ଠାକୁରମାନଙ୍କୁ ପରମ୍ପରା ମୁତାବକ ପେଡ଼ାମାଳ ବି ଲାଗି ହେଇଥାଏ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧ - ୨୩ ଅଗଷ୍ଟ ୧୯୩୮) ଜଣେ ଓଡ଼ିଆ କବି ଥିଲେ । ତାଙ୍କର ଜନ୍ମ ବସ୍ତର ଦେଶୀୟ ରାଜ୍ୟରେ ହୋଇଥିଲା । ବସ୍ତର ଓଡ଼ିଆଭାଷୀ ଅଞ୍ଚଳ । ହେଲେ ତାହା ଓଡ଼ିଶାରେ ନାହିଁ । ତାଙ୍କ ପିତା ଦାନିଏଲ୍ ସାବତ ଜଣେ ଡାକ୍ତର ହିସାବରେ ବ୍ରହ୍ମଦେଶରେ ରହୁଥିଲେ । ଏକାଧାରରେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । କୁନ୍ତଳା ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବିମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନ୍ସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମର ଜଣେ ନାୟିକା ଥିଲେ । ସ୍ୱଦେଶ ଓ ସ୍ୱଜାତିକୁ ପରାଧୀନତାର ବନ୍ଧନରୁ ମୁକ୍ତ କରିବା ପାଇଁ ସେ ସଂଗ୍ରାମ କରିଥିଲେ । ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗଚାଳନା, ଅଶ୍ୱାରୋହଣ, ବିଭିନ୍ନ ପ୍ରକାର ଶାରୀରିକ ବ୍ୟାୟାମ, ଦୁର୍ଦ୍ଦାନ୍ତ ହସ୍ତୀମାନଙ୍କୁ ଆୟତ କରିବା ଆଦି କଳାରେ ସେ ପାରଙ୍ଗମ ଥିଲେ ।
ଜାଭାସ୍କ୍ରିପ୍ଟ (ଇଂରାଜୀ: JavaScript, ସଂକ୍ଷେପରେ JS ବୋଲି ମଧ୍ୟ ଲେଖାଯାଏ) ଏକ ପ୍ରୋଗ୍ରାମିଂ ଭାଷା । ଏହା HTML, CSS ସମେତ ୱାର୍ଲ୍ଡ ୱାଇଡ଼ ୱେବର ଏକ ମୁଖ୍ୟ ଅଂଶ । ୯୭%ରୁ ଅଧିକ ୱେବସାଇଟ ୱେବପୃଷ୍ଠାର କାର୍ଯ୍ୟକଳାପ ପାଇଁ କ୍ଲାଏଣ୍ଟ ଭାଗରେ ଜାଭାସ୍କ୍ରିପ୍ଟ ବ୍ୟବହାର କରନ୍ତି ଓ ସେସବୁ ପ୍ରାୟତଃ ତୃତୀୟ-ପକ୍ଷର ଲାଇବ୍ରେରୀ ଅନ୍ତର୍ଭୁକ୍ତ କରିଥାନ୍ତି । ସମସ୍ତ ପ୍ରମୁଖ ୱେବ ବ୍ରାଉଜର ବ୍ୟବହାରକାରୀଙ୍କ ଡିଭାଇସରେ କୋଡ୍ କାର୍ଯ୍ୟକାରୀ କରିବା ପାଇଁ ଏକ ଉତ୍ସର୍ଗୀକୃତ ଜାଭାସ୍କ୍ରିପ୍ଟ ଇଞ୍ଜିନ ରହିଛି ।
ସନ୍ଥକବି ଭୀମ ଭୋଇ ଭୀମ ଭୋଇ (୧୮୫୦-୧୮୯୫ ) ରେଢ଼ାଖୋଲର ମଧୁପୁର ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ ।ଭୀମ ଭୋଇ ଜଣେ ଓଡ଼ିଆ କବି ଓ ମହିମା ଧର୍ମର ପ୍ରଚାରକ ଥିଲେ । ତାଙ୍କର ରଚନା ଗୁଡ଼ିକରେ ମାନବ ଧର୍ମ, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରାଯାଇଅଛି । ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତାବଳୀ ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" କବିତା ଅନ୍ୟତମ । ତାଙ୍କ ସମସାମୟିକମାନଙ୍କ କବିତାସବୁ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବିଷୟରେ ହୋଇଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଓ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ପ୍ରଚଳନ ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନ ନିମନ୍ତେ ସେ ଶହଶହ ଛାନ୍ଦ, ଚଉପଦୀ ଓ ଚଉତିଶା ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ବହିଗୁଡ଼ିକ ମଧ୍ୟରେ "ସ୍ତୁତିଚିନ୍ତାମଣି", "ହଲିଆ ଗୀତ", "ଡାଲଖାଈ", "ରସରକେଲି", "ଜାଇଫୁଲ", "ବ୍ରହ୍ମ ନିରୂପଣ ଗୀତା", "ଆଦିଅନ୍ତ ଗୀତା", "ଅଷ୍ଟକ ବିହାରୀ ଗୀତା", "ନିର୍ବେଦ ସାଧନା", "ଶ୍ରୁତିନିଷେଧ ଗୀତା", "ମନୁସଭାମଣ୍ଡଳ", "ଗୃହଧର୍ମ" ଓ "ମହିମାବିନୋଦ" । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ସୁରକ୍ଷିତ । ତାଙ୍କ ରଚିତ ବହିଗୁଡ଼ିକ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ବାଘ ବା ବ୍ୟାଘ୍ର (ଈଂରାଜୀରେ Tiger, ସାନ୍ତାଳୀରେ ᱛᱟᱹᱨᱩᱵ, ସମ୍ବଲପୁରୀରେ ବାଘ୍, ହିନ୍ଦୀରେ बाघ, ଜୀବବିଜ୍ଞାନ ନାମ Panthera tigris) ବିରାଡି ପ୍ରଜାତିର ସର୍ବବୃହତ ଜୀବପ୍ରଜାତି । ଏହାର ଈଷତ୍ ହଳଦିିଆ ବା କମଳା ରଙ୍ଗର ଚମଡ଼ାରେ କଳା ରଙ୍ଗର ପଟା ପଟା ଦାଗ ଥାଏ ଓ ପେଟଟି ଧଳା ରଙ୍ଗର ହୋଇଥାଏ । ବାଘ, ସିଂହ, କଲରାପତରିଆ ବାଘ, ଜାଗୁଆର ଓ ହିମ କଲରାପତ୍ରିଆ ବାଘ ଇତ୍ୟାଦି ଜୀବ ପାନ୍ଥେରା ପ୍ରଜାତି ଭାବେ ପରିଗଣିତ ହୋଇଥାନ୍ତି । ବାଘ ନିଜ ପରିବାସର ଖାଦ୍ୟଶୃଙ୍ଖଳର ସର୍ବୋଚ୍ଚତମ ମାଂସାସୀ ଜୀବ । ଗୋରୁ ଓ ହରିଣ ପ୍ରଭୃତି ତୃଣଭୋଜୀ ପ୍ରାଣୀ ଏହାର ମୁଖ୍ୟ ଶିକାର । ବାଘମାନେ ମୁଖ୍ୟତଃ ଏକାକୀ ଜୀବନଯାପନ କରନ୍ତି, କେବଳ କେତେକ ପରିସ୍ଥିତିରେ କିଛି ବାଘମାନଙ୍କୁ ଏକାଠି ମିଳିମିଶି ରହୁଥିବା ଦେଖାଯାଏ । ବାଘମାନେ ସାଧାରଣତଃ ନିଜର ଏକ ଶିକାର କ୍ଷେତ୍ର ନିର୍ଦ୍ଧାରଣ କରି ତାହାର ନିୟନ୍ତ୍ରଣ କରନ୍ତି । ଶିକାରର ଚାହିଦା ମେଣ୍ଟାଇ ପାରୁଥିବା ଏକ ବିରାଟ ଅଞ୍ଚଳକୁ ସାଧାରଣତଃ ବାଘମାନେ ନିଜର ପରିବାସ ବା ଶିକାର କ୍ଷେତ୍ର ରୂପେ ଚୟନ କରିଥାନ୍ତି । ଅନେକ କାରଣରୁ ପୃଥିବୀର କେତେକ ଦେଶରେ ମନୁଷ୍ୟ ଓ ବାଘ ମୁହାଁମୁହିଁ ହେବା ଭଳି ପରିସ୍ଥିତି ସୃଷ୍ଟି ହୋଇଥାଏ ।
ଲଡୁବାବା ନାମ ନୟାଗଡ଼ ଜିଲ୍ଲାର ଶରଣକୁଳରେ କେଉଁ ଆବାହମାନ କାଳରୁ ଭକ୍ତ ଜନଙ୍କର ସଙ୍କଟମୋଚନ କରିବା ନିମନ୍ତେ ସ୍ବୟଂ ଆବିର୍ଭୂତ ହୋଇ ଛତ୍ରାକାର ଲିଙ୍ଗ ସ୍ବରୁପୀ ହରିହର ମୂର୍ତ୍ତି ପୂଜା ପାଇ ଆସୁଛନ୍ତି ଲଡୁବାବା, ଲଡୁକେଶ ବା ଲଡୁକେଶ୍ଵର ନାମରେ। ପ୍ରଭୁଙ୍କ ପରି ପ୍ରଭୁଙ୍କର ଏହି ନାମକରଣ ମଧ୍ୟ ବଡ଼ ରହସ୍ୟମୟୀ। ନାମକରଣ ସଂପର୍କରେ ବିଭିନ୍ନ ଜ୍ଞାନୀ ବ୍ୟକ୍ତିମାନେ ବିଭିନ୍ନ ମତ ଦିଅନ୍ତି। ସେମାନଙ୍କର ସେହି ମତ ଗୁଡ଼ିକରୁ କେତୋଟି ଏଠାରେ ସ୍ଥାନିତ କରାଯାଉଛି। (କ)ନକୁଳି ସଂପ୍ରଦାୟ: ପ୍ରଥମେ ଆଦିବାସୀ ନକୁଳିମାନେ ଏଠାରେ ବାସ କରି ଏହି ଲିଙ୍ଗଙ୍କର ପୂଜାରାଧନା କରୁଥିବାରୁ ପ୍ରଭୁଙ୍କର ନାମ ନକୁଳେଶ ହୋଇଥିଲା। ପରବର୍ତ୍ତୀ ସମୟରେ ତାହା ଲଡ଼ୁକେଶରେ ରୂପାନ୍ତରିତ ହୋଇଛି। (ଖ)ଲିଙ୍ଗର ଆକାରାନୁସାରେ: ପ୍ରଭୁଙ୍କର ଲିଙ୍ଗ ଲଡୁ ଆକାରର ବୋଲି ତାଙ୍କର ନାମକରଣ ଲଡୁବାବା ବା ଲଡ଼ୁକେଶ୍ଵର ହୋଇଅଛି। (ଗ)ପାରିବାରିକ ସଂପର୍କ: ଅଗ୍ରପୂଜ୍ୟ ଗଜାନନ ଗଣେଶ ଲଡ଼ୁପ୍ରିୟ ଏଣୁ ତାଙ୍କର ଅନ୍ୟ ନାମ ମଧ୍ୟ ଲଡୁ। ଲଡ଼ୁ ନାମଧାରି ଗଣେଶଙ୍କ ପିତା ବା ବାବା ପ୍ରଭୁ ଶିବ ଶଙ୍କର, ଏଣୁ ତାଙ୍କ ନାମ ଲଡୁବାବା। (ଘ)କୁଳ ବା ଜାତି ହୀନତା: ପ୍ରଭୁ ଶିବ ଶଙ୍କରଙ୍କର କୁଳ ବା ଜାତି ନାହିଁ। ତାଙ୍କର ଅନୁଗାମୀ ମାନଙ୍କର ମଧ୍ୟ କୁଳ ନାହିଁ। ଏଣୁ ସେ କୁଳ ହୀନମାନଙ୍କର ଈଶ (ନ+କୁଳ+ଈଶ) ନକୁଳେଶ (ଲଡ଼ୁକେଶ)। (ଙ)ପଦ୍ମଶ୍ରୀ ସଦାଶିବ ରଥଶର୍ମାଙ୍କ ମତାନୁସାରେ: ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମ ପରେ ଗୋପପୁରରେ ନନ୍ଦଘରେ ନନ୍ଦଉତ୍ସବ ଚାଲିଥାଏ। ସମସ୍ତ ଦେବୀ ଦେବତାମାନେ ନିମନ୍ତ୍ରଣ ପାଇ ଉକ୍ତ ଉତ୍ସବରେ ଯୋଗ ଦେବା ନିମନ୍ତେ ତଥା ବାଳ ଗୋପାଳଙ୍କ ଦର୍ଶନ ପ୍ରାପ୍ତି ପାଇଁ ଗୋପପୁର ଅଭିମୁଖେ ଚାଲିଥାନ୍ତି। ନିମନ୍ତ୍ରଣ ପାଇ ପ୍ରଭୁ ଶିବଶଙ୍କର ମଧ୍ୟ ଖୁସି ମନରେ ଯାଉଥାନ୍ତି। ରାସ୍ତାରେ ଯମୁନା ଦେବୀ ଉଭା ହୋଇ ମହେଶ୍ଵରଙ୍କୁ ଅନୁରୋଧ କଲେ ଯେ ସେ ମଧ୍ୟ ନନ୍ଦ ଉତ୍ସବରେ ଯୋଗ ଦେବା ପାଇଁ ଇଚ୍ଛୁକ। କିନ୍ତୁ ବିନା ନିମନ୍ତ୍ରଣରେ ଯିବେ କିପରି। ନିମନ୍ତ୍ରିତ ଅତିଥିଙ୍କ ସହ ଯିବାରେ କିଛି ବାଧା ନାହିଁ ବୋଲି କହି ମା’ ଯମୁନାଙ୍କୁ ଶଙ୍କର ମହାପ୍ରଭୁ ସାଙ୍ଗରେ ନେଇ ଗୋପପୁରରେ ପହଁଚିଲେ। ବନ୍ଧୁଘରେ କୌଣସି ଉତ୍ସବରେ ଯୋଗଦେବାକୁ ଗଲେ ସେଠି ବନ୍ଧୁଙ୍କୁ ଟିକେ ସହଯୋଗ କରିବା କଥା। ଶଙ୍କର ମହାପ୍ରଭୁ ସାହାଯ୍ୟ କରିବାକୁ ଯାଇ ପରଶୁଣି ଦାୟିତ୍ଵ ତୁଲାଇଲେ ଏବଂ ଲଡ଼ୁ ବାଣ୍ଟିବା ପାଇଁ ବାହାରିଲେ। ପଂକ୍ତିରେ ବସିଥିବା ଭୋଜନାଥିର୍ମାନେ ପରଶୁଣି ବାବାଙ୍କର ନାମ ଜାଣିନଥିଲେ। ଏଣୁ ଲଡ଼ୁ ମାଗିବା ବେଳେ ପାଟି କରି ଡାକିଲେ ହେ ଲଡୁବାବା! ହେ ଲଡ଼ୁବାବା! ଫଳରେ ଲଡୁ ବାଣ୍ଟୁଥିବା ବାବାଜୀଙ୍କ ନାମ ଲଡ଼ୁବାବା ହୋଇଗଲା। ସଙ୍ଗରେ ଯାଇଥିବା ମା’ ଯମୁନା ଶିବଶଙ୍କରଙ୍କ ଯୋଗୁଁ ବାଳ ଗୋପାଳ ଦର୍ଶନ ପାଇଲେ ଏଣୁ ତାଙ୍କରି ପାଖରେ ସବୁଦିନ ରହିବାକୁ ଇଚ୍ଛା କରି ଆସ୍ଥାନ ଜମେଇଲେ। ମା’ ଯମୁନାଙ୍କର ବାହାନ କଇଁଛ। ଲଡ଼ୁବାବା ପୀଠରେ ଅବସ୍ଥାନ କରିଥିବା ମା’ଙ୍କ ସିଂହାସନ ଉପରେ କଇଁଛ ମୂର୍ତ୍ତି ଦେଖି ଏ ସ୍ଵୟଂ ଯମୁନା ବୋଲି ଶ୍ରୀମନ୍ଦିର ଗବେଷକ ତାଙ୍କର ଲଡ଼ୁକେଶ ମନ୍ଦିର ସମ୍ମୁଖସ୍ଥ ପ୍ରବଚନ ସଭାରେ ଯୁକ୍ତି ବାଢ଼ିଥିଲେ। (ଚ) ଶୈବ ସଂପ୍ରଦାୟ ଅନୁସାରେ: ଶୈବ ସଂପ୍ରଦାୟର ଶୈବ, ପାଶୁପତ୍ୟ, କାଳଦମନ ଓ କାପାଳିକ ଏହିପରି ଚାରିଗୋଟି ଶ୍ରେଣୀ ରହିଛି। ଏମାନଙ୍କ ମଧ୍ୟରୁ ପାଶୁପତ୍ୟ ମତର ଐତିହାସିକ ପ୍ରଣେତା ନକୁଳୀଶ ବା ଲକୁଳୀଶ। ତାଙ୍କୁ ଭଗବାନ ଶଙ୍କରଙ୍କର ଅଷ୍ଟାଦଶ ଅବତାର ମଧ୍ୟରେ ପ୍ରଥମ ଅବତାର ଭାବରେ ଗ୍ରହଣ କରାଯାଏ। ତାଙ୍କର ରାଜପୁତନା (ଗୁଜୁରାଟ) ଅଞ୍ଚଳରେ ଥିବା ମୂର୍ତ୍ତିରେ ଡାହାଣ ହାତରେ ବୀଜପୁର ଫଳ ଏବଂ ବାମହସ୍ତରେ ଦଣ୍ଡ ବା ଲଗୁଡ଼ ଧାରଣ କରିଥିବାର ଦେଖାଯାଏ। ସେ ଲଡ଼ୁକ ବା ଦଣ୍ଡ ଧାରଣ କରିଥିବାରୁ ତାଙ୍କୁ ଲଡ଼ୁକେଶ୍ଵର କୁହାଯାଏ। ସେହି ନାମ ଭୋଳାନାଥ ଲଡୁବାବାଙ୍କର ଏକ ନାମ ଅଟେ। (ଛ)ଏକଦା ଉକ୍ତ ସ୍ଥାନରେ ଲୋହାଶୁର ନାମକ ଏକ ବ୍ରହ୍ମ ଅସୁର ଉତ୍ପାତ ସୃଷ୍ଟିକରି ଅନେକ ମଣିଷଙ୍କୁ ଖାଇଗଲା, ଧନ ଜୀବନ ନଷ୍ଟ କଲା, ଦେବତାଙ୍କୁ କଷ୍ଟଦେଲା। ବ୍ରହ୍ମ ରାକ୍ଷସ ମଣିଷଙ୍କୁ ଖାଇସାରିବା ପରେ ଏକ ଲୁହାଖଣ୍ଡ ହୋଇ ଗୁପ୍ତରେ ଏକ ଆଜ୍ଞାତ ସ୍ଥାନରେ ପଡ଼ିଯାଏ। ପୁଣି ଭୋକ ହେଲେ ଉଠି ସ୍ବରୂପ ଧରି ମନ ଇଛା ମନୁଷ୍ୟଙ୍କୁ ମାରି ଖାଇଯାଏ। ଏପରି ଦେଖି ନିଜ ଜୀବନ ବଞ୍ଚାଇବା ପାଇଁ ଦେବତା ମନୁଷ୍ୟ ମିଳିତ ହୋଇ ବ୍ୟାକୁଳତାର ସହିତ ଈଶ୍ଵରଙ୍କୁ ପ୍ରାର୍ଥନା କଲେ। ଭକ୍ତଙ୍କ ଗୁହାରି ଶୁଣି ତ୍ରିଦେବ ଅସୁରକୁ ବଧ କରିବା ପାଇଁ ଉପାୟ ପାଞ୍ଚିଲେ, ଭଗବାନ ଶିବ ଲ୍ୟାହୀ ହେଲେ, ଭଗବାନ ବ୍ରହ୍ମା ହାତୁଡ଼ି ହେଲେ ଏବଂ ଭଗବାନ ବିଷ୍ଣୁ ଲୋହ୍ୟ ରୂପେ ପଡ଼ିଥିବା ଅସୁରକୁ ସେଥିରେ ରଖି ବ୍ରହ୍ମ ହାତୁଡିରେ ପିଟି ଅସୁରକୁ ବଧ କଲେ। ସ୍ଥାନର ନାମ ଅସୁରଢ଼ୀପା ଗ୍ରାମ ନାମରେ ବିଖ୍ୟାତ ହେଲା। ଲ୍ୟାହୀ ହରି ହର ଲିଙ୍ଗ ଲଡ଼ୁବାବାଙ୍କ ନାମରେ ପ୍ରସିଦ୍ଧ ହେଲେ। (ଜ)ଲଡ଼ୁବାବାଙ୍କୁ ନିଜ ଇଷ୍ଟ କରିବା ନିମନ୍ତେ, ନୟାଗଡ଼ ରାଜା ଗୁହାରିଆ ପଡ଼ିଲେ, ଠାକୁରଙ୍କ ସ୍ବପ୍ନାଦେଶରେ ସେ ରଣପୁର ରାଜାଙ୍କ ସହ ଯୁଦ୍ଧ କଲେ। ଯୁଦ୍ଧରେ ଲଢ଼ି ବିଜୟଲାଭ କରି ଠାକୁରଙ୍କୁ ନିଜ ଇଷ୍ଟଦେବତା ରୂପେ ପ୍ରତିଷ୍ଠିତ କରିଥିବାରୁ ନାମ ରଖିଲେ ଲଢୁଆବାବା। କାଳକ୍ରମେ ଲଡ଼ୁବାବା ନାମରେ ପ୍ରସିଦ୍ଧ ହେଲେ। (ଝ)ଠାକୁରଙ୍କୁ ଲଡ଼ୁ ପ୍ରିୟ ଥିବାରୁ ଲଡ଼ୁବାବା ବୋଲାଇଲେ ବୋଲି ମଧ୍ୟ ଏକ ଜନଶୃତି ଶୁଣାଯାଏ। (ଞ) ନିଜମତ : କିନ୍ତୁ ଅନୁସନ୍ଧାନରୁ ଜଣାଯାଇଛି ଯେ ନୟାଗଡ଼ ଗଡ଼ଜାତରେ ଥିବା ଦ୍ଵାଦଶାର୍ଦ୍ଧ ଜ୍ୟୋତିର୍ଲିଙ୍ଗ ବା ଫୁଟା ଲିଙ୍ଗମାନଙ୍କର ନାମ କରଣ ପ୍ରାୟ ସେମାନଙ୍କୁ ଲୋକ ଲୋଚନକୁ ଆଣିଥିବା ବ୍ୟକ୍ତି ବିଶେଷଙ୍କ ନାମାନୁସାରେ ହୋଇଛି। ଯେପରିକି ଜାମୁପାଟଣାସ୍ଥ ଦ୍ଵିତୀକେଶ୍ଵର ମହାପ୍ରଭୁ। ‘ଦ୍ଵିତୀକା’ ନାମକ କନ୍ଧୁଣୀ ପିଠଳ ଖୋଳୁଖୋଳୁ ତା ଖଣତି ବାଜି ରକ୍ତ ଝରିବାରୁ ସେଠାରେ ଥିବା ଲିଙ୍ଗଙ୍କ ବିଷୟରେ ସମସ୍ତେ ଜାଣିବାକୁ ପାଇଲେ ଏଣୁ ତା’ ନାମାନୁସାରେ ନୟାଗଡ଼ ରାଜା ସେହି ମହାଦେବଙ୍କ ନାମ ଦ୍ଵୀତିକେଶ୍ଵର ରଖିଲେ। ସେହିପରି ‘ଫୁଲ’ ନାମକ ଶବରୁଣୀ ନାମାନୁସାରେ ବାହାଡା଼ଝୋଲାସ୍ଥ ଫୁଲେଶ୍ଵର, ଗତିକା କନ୍ଧୁଣୀ ନାମାନୁସାରେ ମାଳିସାହିସ୍ଥ ଗତିକେଶ୍ଵର, ମୁକୁତା ନାମକ କନ୍ଧୁଣି ନାମାନୁସାରେ ଗୋତିସାହିସ୍ଥ ମୁକ୍ତେଶ୍ଵର, ମଧୁ ନାମକ ଚଷାପୁଅ ଅନୁସାରେ ରାବେରାସ୍ଥ ମଧୁକେଶ୍ଵର ମହାଦେବଙ୍କ ନାମ କରଣ ହୋଇଛି। ଲଡ଼ୁବାବା ସେହିପରି ଲଡୁ ବେହେରା ଗଉଡ଼ର କପିଳାଗାଈ ଯୋଗୁଁ ଲୋକ ଲୋଚନକୁ ଆସିଥିବାରୁ ତାଙ୍କର ନାମ ଲଡୁବାବା, ଲଡ଼ୁକେଶ ବା ଲଡ଼ୁକେଶ୍ଵର ହୋଇଥିବା ସତ୍ୟର ଅଧିକ ନିକଟତର ବୋଲି ଗବେଷକ ସୁରେଶ ଚନ୍ଦ୍ର ବରାଡ଼ ମତ ଦିଅନ୍ତି। ସୂଚୀପତ୍ର ୧.ନାମ ୨.ପୀଠ ୩.ପୀଠର ନାମ କରଣ ୪.କିମ୍ବଦନ୍ତୀ ୫.ଇତିହାସ ୬.ଲିଙ୍ଗ ୭.ମନ୍ଦିରର ବାସ୍ତୁ ଶିଳ୍ପ ୮.ସ୍ଥାପନ ସମୟ ୯.ମହାଦୀପ ୧୦.ଅଭିଷେକ ୧୧.ଯାତ୍ରା ୧୨.ଯାତ୍ରାଙ୍ଗୀ ୧୩.ଭୋଗ ୧୪.ବେଶ ୧୫.ପୂଜାନୀତିରେ ଶାସ୍ତ୍ର ୧୬.ପାଶ୍ଵର୍ଦେବତା ୧୭.ଦେବତା ଓ ପାଶ୍ଵର୍ଦେବତାଙ୍କ ପୂଜନ କ୍ରମ ୧୮.ଜଳଶାୟୀ ୧୯.ସେବାସୀ ୨୦.ପର୍ବପବାର୍ଣୀ ୨୧.ବେଢ଼ା ୨୨.ବେଢ଼ା ପରିକ୍ରମା ୨୩.ନୟାଗଡ଼ ରାଜ୍ୟର ଇଷ୍ଟ ଦେବତା ଲଡ଼ୁବାବା ୨୪.ନୟାଗଡ଼ ରାଜ ପରମ୍ପରାରେ ଲଡ଼ୁବାବାଙ୍କ ଭୂମିକା ୨୫.ଶାଢ଼ୀ ୨୬.ଲଡ଼ୁବାବାଙ୍କ ମନ୍ଦିରକୁ ନେଇ ଯୁଦ୍ଧ ୨୭.ଦୈନିକ ନୀତି ୨୮.ଗୁହାରିଆ ୨୯.ମହିମା ୩୦.ସମ୍ପତ୍ତିବାଡ଼ି ୩୧.ମନ୍ଦିର ସହ ସମ୍ପୃକ୍ତ ଦେବଦେବୀ ୩୨.ରହସ୍ୟମୟ ଲଡ଼ୁବାବା ପୀଠ ନୟାଗଡ଼ ଆସିକା ରାସ୍ତାରେ ନୟାଗଡ଼ଠାରୁ ମାତ୍ର ବାର କିଲୋମିଟର ଦୂର ସ୍ଥିତ ଶରଣକୁଳଠାରେ ରାସ୍ତା କଡ଼ରେ ପ୍ରଭୁ ଲଡ଼ୁବାବାଙ୍କର ସୁଦୃଶ୍ୟ ମନ୍ଦିର ଶୋଭା ପାଉଛି। ଭୁବନେଶ୍ଵର ଠାରୁ ନୟାଗଡ଼ ରାସ୍ତାରେ ଆସିକା ଠିକ୍ ଏକଶତ କିଲୋମିଟରର ରାସ୍ତା। ବର୍ତ୍ତମାନ ଶରଣକୁଳ କୁହାଯାଉଥିବା ଏହି ଗ୍ରାମର ନାମ ଥିଲା ଆଠପାଟଣା। ଆଠଟି ପାଟଣାର ସମାହାର ଏହି ଗ୍ରାମରେ ଗଜେନ୍ଦ୍ରପୁର ପାଟଣା, ସର୍ବରାପାଟଣା, ଶୋଧନ ପାଟଣା ବା ବଡ଼ପାଟଣା, ଏକ ଚାଳିଆ ପାଟଣା, ଚନ୍ଦ୍ରଶେଖରପୁର ପାଟଣା, ଭଞ୍ଜ ପାଟଣା, ହାଟ ପାଟଣା ଓ କମଳା ଦେଈ ପୁର ପାଟଣା ନାମକ ଆଠଟି ସାହି ଥିଲା। ଗଜେନ୍ଦ୍ରପୁର ପାଟଣାର ବର୍ତ୍ତମାନ ନାମ ପଥୁରିଆ ସାହି ଯେଉଁଠି ଭଣ୍ଡାରୀ ଜାତିର ସେବକମାନେ ରହୁଥିଲେ। ସର୍ବରା ପାଟଣାର ବର୍ତ୍ତମାନ ନାମ ଗୁଡ଼ିଆସାହି ସେଠି ଗୁଡ଼ିଆ ସେବକମାନେ ରହୁଥିଲେ। ସେହିପରି ଗୋଧନ ପାଟଣା ବା ରନି ପାଟଣାର ବର୍ତ୍ତମାନ ନାମ ବଡ଼ସାହି ଓ ସେଠି ମାଳି ସେବକମାନେ ରହୁଥିବା ବେଳେ ଏକଚାଳିଆ ପାଟଣାର ଏବକାର ନାମ ନରେନ୍ଦ୍ରପୁର ରନିସାହି ଯେଉଁଠି ବ୍ୟବସାୟୀ ଜାତିର ସେବକମାନେ ରହୁଥିଲେ ଓ ପ୍ରଭୁଙ୍କ ପାଇଁ ସେମାନେ ମସଲା ଯୋଗାଉଥିଲେ। ଚନ୍ଦ୍ରଶେଖର ପୁର ପାଟଣାର ବର୍ତ୍ତମାନ ନାମ ହଳିଆସାହି ସେଠି ପ୍ରଭୁଙ୍କର ଜମିଚାଷ କରୁଥିବା ହଳିଆମାନେ ରହୁଥିଲେ। ଭଂଜ ବଂଶୀୟ ରାଜାଙ୍କଦ୍ଵାରା ପ୍ରତିଷ୍ଠିତ ଭଞ୍ଜ ପାଟଣାରୁ ବର୍ତ୍ତମାନ ନାମ ଭଂଜସାହି। ହାଟପାଟଣା ଯେଉଁଠି ମାଳୀ ସେବଳ ମାନେ ରହୁଥିଲେ ତାହାର ବର୍ତ୍ତମାନ ନାମ ଛାମୁସାହି ଏବଂ ବ୍ରାହ୍ମଣ ସେବକମାନେ ରହୁଥିବା କମଳା ଦେଈ ପୁର ପାଟଣାର ବର୍ତ୍ତମାନ ନାମ ସୁଆର ସାହି। ମନ୍ଦିରର ପଛରେ ପଶ୍ଚିମକୁ ଭଣ୍ଡାର ପାହାଡ଼ ରହିଥିବା ବେଳେ ଦକ୍ଷିଣକୁ କୁସୁମୀ ନଦୀ ବହି ଯାଉଛି। ପୀଠର ନାମକରଣ ମହିମାମୟ ପ୍ରଭୁ ଲଡୁବାବାଙ୍କ ନାମକୁ ନେଇ ଯେପରି ବିଭିନ୍ନ ମତ ପ୍ରଚଳିତ ସେହିପରି ତାଙ୍କରି ପୀଠ ସ୍ଥଳ ଶରଣକୁଳକୁ ନେଇ ମଧ୍ୟ ଅନେକ ମତ। ସେଥିରୁ କେତୋଟି ମତ ଉପରେ ସାମାନ୍ୟ ଆଲୋକପାତ କରିବା ଅସମୀଚିନ ହେବନାହିଁ। କ)ରୋଗୀ, ଭୋଗୀ, ଅନାଥ, ଭିକାରୀ ଏବଂ ବିଭିନ୍ନ ପାଟକର ଲୋକଙ୍କୁ ଏ ସ୍ଥାନ ଶରଣ ଦେଇଥିବାରୁ ଏ ସ୍ଥାନର ନାମ ଶରଣକୁଳ ବୋଲି କେତେକ କହୁଥିବା ବେଳେ, ଖ)ଶରଣ ରକ୍ଷଣ ମହାପ୍ରଭୁ ଲଡ଼ୁକେଶ ଏଠାରେ ବିରାଜମାନ କରିଥିବାରୁ ଏ ସ୍ଥାନର ନାମ ଶରଣକୁଳ ବୋଲି କେତେକ କହନ୍ତି। ଗ) କୁଳହୀନ ବ୍ୟକ୍ତିମାନଙ୍କୁ ଶରଣ ଦେଇ ଥିବାରୁ ଏ ସ୍ଥାନର ନାମ ଶରଣକୁଳ ବୋଲି କେହିକେହି କୁହନ୍ତି। କେତେକ ଘ)କୁସୁମୀ ନଦୀ କୂଳରେ ଶରଣ ଦେଇଥିବାରୁ ଏ ସ୍ଥାନର ନାମ ଶରଣକୁଳ ବୋଲି ମଧ୍ୟ କୁହନ୍ତି। ତେବେ ଶରଣକୁଳ ନାମକରଣ ନିମନ୍ତେ ଗୋଟିଏ ମାତ୍ର କାରଣ ଯେ ଥିବ ଏଥିରେ ସତ୍ୟତା ଖୁବ କମ୍। କିମ୍ବଦନ୍ତୀ ସତ୍ୟ ଘଟଣା ବକ୍ତାମାନଙ୍କ ବାକଚାତୁରୀ ଫଳରେ କିଛି କିଛି ଅତିମାନୁଷୀ ତଥ୍ୟ ନିଜ ସାଥିରେ ନେଇ କିମ୍ବଦନ୍ତୀ ପାଲଟିଯାଏ। ତେବେ ଏହି କିମ୍ବଦନ୍ତୀ ଭିତରେ ସତ୍ୟତା ସହିତ ଘଟଣାର ମୁଖ୍ୟଙ୍କର ମହିମା ନିହିତ ଥାଏ। ଉକ୍ତ ରାଜ୍ୟରେ ଏହି କିମ୍ବଦନ୍ତୀ ହିଁ ରାଜତ୍ଵ କରେ। ସେହିପରି ଲଡୁବାବାଙ୍କର ମହିମା ଦ୍ଵାରା ପୁଷ୍ଟ କିମ୍ବଦନ୍ତୀ ତାଙ୍କର ଭକ୍ତମାନଙ୍କ ପ୍ରତି ଥିବା କରୁଣା ତଥା ପୀଠର ମହାତ୍ମ୍ୟ ବ୍ୟକ୍ତ କରେ। ଲଡୁବାବାଙ୍କୁ ନେଇ ଲୋକ ମୁଖରେ ପ୍ରଚଳିତ କେତେକ କିମ୍ବଦନ୍ତୀ ଯାହାକି ବର୍ତ୍ତମାନ ଥିବା ପାରିପାର୍ଶ୍ଵକ ସ୍ଥାନ, ଚିହ୍ନ ଓ ନାମ ଦ୍ଵାରା ପ୍ରମାଣିତ ହେଉଛି ତାହା ଏଠାରେ ବର୍ଣ୍ଣନା କରାଯାଉଛି। ୧.
ପ୍ରତୀକ୍ଷା ୨୦୨୨ ମସିହାରେ ମୁକ୍ତିଲାଭ କରିଥିବା ଜାତୀୟ ପୁରସ୍କାରପ୍ରାପ୍ତ ଏକ ଓଡ଼ିଆ କଥାଚିତ୍ର । ନିର୍ଦ୍ଦେଶକ ଅନୁପମ ପଟ୍ଟନାୟକ ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ ଗୌରହରି ଦାସ । ରୋଶନ ବିଷୋୟୀ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ଓ ସଂଳାପ ରଚନା କରିଥିଲେ ।ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ଦୀପନ୍ୱିତ ଦାଶମହାପାତ୍ର ଓ ବର୍ଷା ପଟ୍ଟନାୟକ । ଚୌଧୁରୀ ଜୟପ୍ରକାଶ ଦାସ, ସିଦ୍ଧାନ୍ତ ମହାପାତ୍ର ଶ୍ରୀଲା ତ୍ରିପାଠୀ, ରୂପାମ୍ବିକା ନାୟକ, ଅବକାଶ ମିଶ୍ର, ସୁଶୀଲ ମିଶ୍ର, ରୋଶନ ବିଷୋୟୀ ଅଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ଏହି କଥାଚିତ୍ରଟି ୨୦୨୨ ମସିହାର ଡିସେମ୍ବର ୨ ତାରିଖରେ ମୁକ୍ତିଲାଭ କରିଥିଲା ।
ଯୋଗ (ଇଂରାଜୀ:Yoga (; ସଂସ୍କୃତ: योग, Listen) ପ୍ରାଚୀନ ଭାରତରେ ପ୍ରାୟ ୬୦୦୦ ବର୍ଷ ପୂର୍ବେ ବିକଶିତ ହୋଇଥିବା ଶରୀର,ମନ ଓ ଆତ୍ମାକୁ ସଂଯମ କରିବାର ଏକ ଆଧ୍ୟାତ୍ମିକ ପଦ୍ଧତି । ଯୋଗର ଅନେକ ଅନେକ ଶାଖା ଓ ଅଭ୍ୟାସ ରହିଛି । ଏହାର ହିନ୍ଦୁଧର୍ମ, ବୌଦ୍ଧଧର୍ମ ଓ ଜୈନଧର୍ମରେ ବିଭିନ୍ନ ସାଧନା ମାର୍ଗ ରହିଛି । ଯୋଗର ବହୁ ଶାଖା ମଧ୍ୟରେ ରାଜଯୋଗ ଓ ହଠଯୋଗ ବିଶେଷ ପ୍ରସିଦ୍ଧ ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଓଡ଼ିଶା ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।
ଜୀବସାର 'କ' (English: Vitamin A: ଭିଟାମିନ ଏ) ଆକ୍ଷିରେ ଥିବା ରେଟିନା ନିମନ୍ତେ ଅତ୍ୟାବଶ୍ୟକୀୟ ପୋଷକ ଅଟେ । ଏହା ଉଭୟ କମ୍ ଆଲୋକରେ ଦେଖିବା ପାଇଁ ଓ ବର୍ଣ୍ଣ ଚିହ୍ନିବା(ରଙ୍ଗ ଚିହ୍ନିବା) ପାଇଁ ଆବଶ୍ୟକୀୟ ଅଟେ ।ଜୀବ ଶରୀରରୁ ଜାତ ଖାଦ୍ୟରେ ଜୀବସାର 'କ' , ଇଷ୍ଟର ଅବସ୍ଥାରେ ମିଳେ ; ଯାହାକି ପରେ କ୍ଷୁଦ୍ରାନ୍ତରେ (small intestine) ରେଟିନୋଲରେ ବଦଳିଯାଏ । ରେଟିନୋଲ (Retinol) ରାସାୟନିକ ସଂରଚନା ଅନୁଯାୟୀ ଏକ ସୁରାସାର (Alcohol) ଅଟେ । ଏହି ରେଟିନୋଲ ଶରୀରରେ ସଞ୍ଚୟ ଅବସ୍ଥା ଅଟେ , ଯାହାକି ପରେ ଆଲ୍ଡିହାଇଡ୍ ଅବସ୍ଥାକୁ ରୂପାନ୍ତରିତ ହୋଇଥାଏ : ରେଟିନାଲ ।
ଗୋଲୋକ ବିହାରୀ ଧଳ (୧୫ ଡିସେମ୍ବର ୧୯୨୧- ୨୪ ଜୁନ ୧୯୭୪) ଓଡ଼ିଆ ପ୍ରବନ୍ଧ ସାହିତ୍ୟରେ ଜଣେ ଭାଷାତତ୍ତ୍ୱବିତ, ପ୍ରଫେସର, ଧ୍ୱନି ତତ୍ତ୍ୱବିତ୍, ଅନୁବାଦକ, ପ୍ରାବନ୍ଧିକ ଓ ଭ୍ରମଣ କାହାଣୀ ଲେଖକ ଥିଲେ । ଜଣେ ପ୍ରାବନ୍ଧିକ ଭାବେ ସେ ବିଭିନ୍ନ ଗଠନମୂଳକ ମୂକ୍ୟବୋଧ ତଥା ଓଡ଼ିଶାର ସମାଜ, ଶିକ୍ଷା, ସଂସ୍କୃତି ଓ ପରମ୍ପରା ଉପରେ ପ୍ରବନ୍ଧମାନ ରଚନା କରୁଥିଲେ । ଭାରତର ଜାତୀୟ ଜୀବନର ତ୍ରୁଟିବିଚ୍ୟୁତି ଉପରେ ତାଙ୍କର କିଛି ପ୍ରବନ୍ଧ ରଚିତ । ତାଙ୍କ ପ୍ରବନ୍ଧମାନ ସରଳ, ସଂକ୍ଷିପ୍ତ ଓ ଇଙ୍ଗିତଧର୍ମୀ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦, ଅନ୍ୟମତ ୧୭୫୭ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ରୀତିଯୁଗୀୟ ଓଡ଼ିଆ କବି ଓ ଓଡ଼ିଶୀ ସଙ୍ଗୀତକାର ଅଟନ୍ତି। ତରୁଣ ବୟସରେ ସେ ବାଘ ଗୀତ, ଚଢ଼ାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି।
ଚନ୍ଦ୍ରଯାନ-୩ (ସଂସ୍କୃତ: चन्द्रयान-3) ହେଉଛି ଭାରତୀୟ ମହାକାଶ ଗବେଷଣା ସଂଗଠନ, ଇସ୍ରୋଦ୍ୱାରା ତୃତୀୟ ଚନ୍ଦ୍ର ଅନୁସନ୍ଧାନ ଅଭିଯାନ । ଏଥିରେ ଚନ୍ଦ୍ରଯାନ-୨ ଭଳି ଲ୍ୟାଣ୍ଡର ଓ ରୋଭର ରହିଥିଲେ ହେଁ ଏଥିରେ ପରିକ୍ରମଣକାରୀ (ଅର୍ବିଟର) ନାହିଁ । ଏହାର ପ୍ରୋପଲ୍ସନ୍ ମଡ୍ୟୁଲ୍ ଏକ ଯୋଗାଯୋଗ ରିଲେ ସାଟେଲାଇଟ୍ ଭଳି ଆଚରଣ କରେ । ମହାକାଶଯାନ ୧୦୦ କିଲୋମିଟର ଚନ୍ଦ୍ର କକ୍ଷପଥରେ ରହିବା ପର୍ଯ୍ୟନ୍ତ ପ୍ରୋପଲସନ ମଡ୍ୟୁଲ ଲ୍ୟାଣ୍ଡର ଏବଂ ରୋଭର ବହନ କରିଥାଏ ।ଚନ୍ଦ୍ରଯାନ-୨ ପରେ ସଫ୍ଟ ଲ୍ୟାଣ୍ଡିଂ ଗାଇଡେନ୍ସ ସଫ୍ଟୱେୟାରରେ ଶେଷ ମୁହୂର୍ତ୍ତରେ ସଫ୍ଟ ଲ୍ୟାଣ୍ଡିଂ ଗାଇଡେନ୍ସ ସଫ୍ଟୱେୟାରରେ ତ୍ରୁଟି ଯୋଗୁଁ ସଫଳ କକ୍ଷପଥ ପ୍ରବେଶ ପରେ ଲ୍ୟାଣ୍ଡରର ସଫ୍ଟ ଲ୍ୟାଣ୍ଡିଂ ପ୍ରୟାସ ବିଫଳ ହେବା ପରେ ଆଉ ଏକ ଚନ୍ଦ୍ର ଅଭିଯାନ ପ୍ରସ୍ତାବ ଦିଆଯାଇଥିଲା। ଏହି ଅଭିଯାନକ୍ରମେ ୨୦୨୪ ମସିହାରେ ଜହ୍ନର ଦକ୍ଷିଣ ମେରୁରେ ରୋଭର (ଚନ୍ଦ୍ର ଉପରେ ବୁଲାବୁଲି କରି ତାହାର ମାଟିର ନମୁନା ସଂଗ୍ରହ କରିବା) ଏବଂ ଏକ ଲ୍ୟାଣ୍ଡର (ଚନ୍ଦ୍ର ଉପରେ ଓଲ୍ହାଇବା) ପଠାଯାଇ ନିରୀକ୍ଷଣ କରାଯିବ ।ଏହି ଅଭିଯାନଟି ନୂତନ ଭୂମି ଅନୁଧ୍ୟାନ ସହିତ ଜଡ଼ିତ କଳାକୌଶଳ ଯଥା ଯାନ ପରିବହନ ଏବଂ କିଛି ଶହ କିଲୋଗ୍ରାମ ଓଜନର ଆସବାବପତ୍ର ସହିତ ମେରୁ ସ୍ଥାନରେ କିପରି ଦୀର୍ଘସ୍ଥାୟୀ ରାତ୍ରଯାପନ ହୋଇପାରିବ ତାହା ଉପରେ ଅଧିକ ଅନୁଧ୍ୟାନ କରିବ । ସମ୍ଭାବିତ ପାଣିର ଖୋଜା, ନମୁନା ସଂଗ୍ରହ ଏବଂ ତଦନ୍ତ ମୁଖ୍ୟତଃ ଏହି ଅଭିଯାନର ଲକ୍ଷ୍ୟ ହୋଇପାରେ । ଅନ୍ୟାନ୍ୟ ଅନ୍ତରୀକ୍ଷ ସଂସ୍ଥାଗୁଡ଼ିକରୁ ପେଲୋଡ ବା ଆସବାବପତ୍ର ନେବାକୁ ପ୍ରସ୍ତାବ ଦିଆଯିବ ।୧୪ ଜୁଲାଇ ୨୦୨୩ ତାରିଖରେ ଚନ୍ଦ୍ରଯାନ-୩କୁ ସଫଳତାର ସହିତ ଏଲଭିଏମ୩ ଏମ୪ ରକେଟଦ୍ୱାରା କକ୍ଷପଥରେ ସ୍ଥାପନ କରାଯାଇଥିଲା । ଲ୍ୟାଣ୍ଡର ଓ ରୋଭର ୨୩ ଅଗଷ୍ଟ ୨୦୨୩ରେ ଚନ୍ଦ୍ରର ଦକ୍ଷିଣ ମେରୁ ଅଞ୍ଚଳ ନିକଟରେ ଅବତରଣ କରିଥିଲେ। ୨୩ ଅଗଷ୍ଟ ୨୦୨୩, ଭାରତୀୟ ସମୟ ଅନୁଯାୟୀ ଅପରାହ୍ନ ପ୍ରାୟ ୫ଟା ୪୫ ମିନିଟରେ ଏହି ଅବତରଣ ଘଟିଥିଲା ଏବଂ ସେହି ଦିନ ସନ୍ଧ୍ୟା ପ୍ରାୟ ୬.୦୨ ମିନିଟରେ ଚନ୍ଦ୍ରପୃଷ୍ଠକୁ ସ୍ପର୍ଶ କରିଥିଲା, ଯାହା ଚନ୍ଦ୍ରର ଦକ୍ଷିଣ ମେରୁ ଅଞ୍ଚଳରେ ସଫଳତାର ସହ ମହାକାଶଯାନ ଅବତରଣ କରିବାରେ ପ୍ରଥମ ଦେଶ ଏବଂ ଚନ୍ଦ୍ରରେ ଧୀର ଅବତରଣ (soft landing) କରିଥିବା ଚତୁର୍ଥ ଦେଶ ଥିଲା।
ନଈ ସେପାରୀ କନକ ଗୋରୀ, ୨୦୧୩ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଅଜୟ ମହାନ୍ତି । ଅନନ୍ୟା ଚଳଚ୍ଚିତ୍ର ପ୍ରଯୋଜନା ସଂସ୍ଥା ଅଧିନରେ ଏହି ଚଳଚ୍ଚିତ୍ରଟିର ନିର୍ମାଣ କରାଯାଇଥିଲା । ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ ଅଜୟ ମହାନ୍ତି ଏବଂ ସଂଳାପ ରଚନା କରିଥିଲେ ଦେବ ପ୍ରସାଦ ଦାସ । ପଙ୍କଜ ପାଢ଼ୀ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।
ଭାରତର ରାଷ୍ଟ୍ରପତି ମାନଙ୍କର ତାଲିକା
ଏହି ସାରଣୀରେ ପ୍ରଦତ୍ତ ପୂର୍ବତନ ରାଷ୍ଟ୍ରପତିମାନଙ୍କର ନାମ ସେହି କ୍ରମରେ ଦିଆ ଯାଇଛି ଯେଉଁ କ୍ରମରେ ସେମାନେ ରାଷ୍ଟ୍ରପତି ନିର୍ବାଚନ ଜିତିଥିଲେ। ତେଣୁ ବରାହଗିରି ଭେଙ୍କଟଗିରି, ମହମ୍ମଦ ହିଦାୟତୁଲ୍ଲା, ଏବଂ ବସପ୍ପା ଦନାପ୍ପା ଜତ୍ତୀ, କାମଚଳା ରାଷ୍ଟ୍ରପତି ଥିବାରୁ ସେମାନଙ୍କ ନାମ ଏହି ସାରଣୀରେ ଦିଆ ଯାଇ ନାହିଁ । ଭାରତର ରାଷ୍ଟ୍ରପତି କୌଣସି ରାଜନୈତିକ ଦଳର ନ ହେଲେ ବି ରାଷ୍ଟ୍ରପତି ରୂପେ ନିର୍ବାଚିତ ହେବା ଆଗରୁ ସେମାନେ ଯେଉଁ ଦଳର ନେତା ଥିଲେ, ତାଙ୍କ ନାମ ଆଗରେ ସେଇ ଦଳର ନାମ ଉଲ୍ଲେଖ କରାଯାଇଛି।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଦ୍ରୌପଦୀ ମୁର୍ମୁ (ଜନ୍ମ: ୨୦ ଜୁନ ୧୯୫୮) ଜଣେ ଭାରତୀୟ ରାଜନୀତିଜ୍ଞା ଓ ଭାରତର ୧୫ତମ ତଥା ବର୍ତ୍ତମାନର ରାଷ୍ଟ୍ରପତି । ଭାରତର ରାଷ୍ଟ୍ରପତି ହେବାରେ ସେ ପ୍ରଥମ ଆଦିବାସୀ । ସେ ଭାରତୀୟ ଜନତା ପାର୍ଟିର ଦଳୀୟ ପ୍ରାର୍ଥୀ ଭାବେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରୁ ଦୁଇଥର (୨୦୦୦ ଏବଂ ୨୦୦୪ରେ) ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ଝାଡ଼ଖଣ୍ଡର ରାଜ୍ୟପାଳ (୨୦୧୫-୨୦୨୧) ଭାବରେ କାର୍ଯ୍ୟ କରିଥିଲେ । ବିଜୁ ଜନତା ଦଳ ଏବଂ ଭାରତୀୟ ଜନତା ପାର୍ଟିର ସଂଯୁକ୍ତ ଶାସନ ବେଳେ ସେ ବାଣିଜ୍ୟ ଏବଂ ଗମନାଗମନ ବିଭାଗର ସ୍ୱାଧୀନ ମନ୍ତ୍ରୀ ଭାବେ ୨୦୦୦ ମାର୍ଚ୍ଚ ୬ରୁ ୨୦୦୨ ଅଗଷ୍ଟ ୬ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ ଏବଂ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗରେ ମନ୍ତ୍ରୀ ଭାବେ ୨୦୦୨ ଅଗଷ୍ଟ ୬ରୁ ୨୦୦୪ ମଇ ୧୬ ପର୍ଯ୍ୟନ୍ତ କାର୍ଯ୍ୟକରିଥିଲେ ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ରତ୍ନାକର ଚଇନି( ୨୫ ଅଗଷ୍ଟ ୧୯୪୫ - ୧୮ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ନାଟ୍ୟକାର, ଗାଳ୍ପିକ ଓ ଔପନ୍ୟାସିକ ଓ ସମାଲୋଚକ ଥିଲେ । ଲେଖନୀ ଚାଳନା ସହ ଜଣେ ସାହିତ୍ୟ ସଂଗଠକ ଓ ଶିକ୍ଷାବିତ ଭାବେ ସେ ନିଜକୁ ପ୍ରତିଷ୍ଠିତ କରିଥିଲେ । ୨୦୧୦ ମସିହାରେ ସଂସ୍କାର ଭାରତୀ ଓ ଉତ୍କଳ ସାହିତ୍ୟ ସମାଜର ଅଧ୍ୟକ୍ଷ କାର୍ଯ୍ୟ ତୁଲାଇଥିଲେ । ତାଙ୍କର ଏଯାବତ ୧୧୧ ଖଣ୍ଡ ପୁସ୍ତକ ପ୍ରକାଶ ପାଇସାରିଛି ।
୨୦୧୪ ମସିହା ମାର୍ଚ୍ଚ ୧୧ରେ ଓଡ଼ିଆଭାଷାକୁ କେନ୍ଦ୍ର ସରକାର ଶାସ୍ତ୍ରୀୟ ଭାଷାର ମାନ୍ୟତା ଦେଇଥିଲେ । ତେଣୁ ପ୍ରତିବର୍ଷ ମାର୍ଚ୍ଚ ୧୧ ତାରିଖରେ ରାଜ୍ୟ ବ୍ୟାପୀ ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ପାଳନ କରାଯିବାକୁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଥିଲେ । ଶାସ୍ତ୍ରୀୟ ଭାଷା ଉପଦେଷ୍ଟା କମିଟିର ବୈଠକରେ ଏକ ନିଷ୍ପତ୍ତି ନିଆଯାଇଥିଲା । ଏହି ଅବସରରେ ଓଡ଼ିଆ ଭାଷା ସମ୍ପର୍କରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ସଂସ୍କୃତି ବିଭାଗ ତଥା ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଘୋଷଣା କରାଯାଇଥିଲା ।ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ପାଳନ ଅବସରରେ ଜିଲ୍ଲା ଓ ରାଜ୍ୟସ୍ତରରେ ଉଚ୍ଚବିଦ୍ୟାଳୟ ଓ ମହାବିଦ୍ୟାଳୟସ୍ତରୀୟ ପ୍ରବନ୍ଧ ଓ ତର୍କ ପ୍ରତିଯୋଗିତା ଆୟୋଜନ କରାଯାଏ । ଓଡ଼ିଆ ଭାଷା, ଆମର ଅସ୍ମିତା ଏବଂ ଓଡ଼ିଆ ଭାଷାର ଶାସ୍ତ୍ରୀୟତାକୁ ପ୍ରତିପାଦନ କରିବା ପାଇଁ ବିଭିନ୍ନ ପ୍ରତିଯୋଗିତା ସହିତ ଜିଲ୍ଲା ଓ ରାଜ୍ୟସ୍ତରରେ ସଭାସମିତି ଆୟୋଜନ, ଆଲୋଚନା ଚକ୍ର ଓ ପୁସ୍ତକ ଉନ୍ମୋଚନ ଇତ୍ୟାଦିର କାର୍ଯ୍ୟକ୍ରମ ଆୟୋଜନ ହୁଏ । ଏପରି ଆୟୋଜନ ଫଳରେ ଓଡ଼ିଆ ଭାଷାର ଶାସ୍ତ୍ରୀୟତା ବାବଦରେ ଓଡ଼ିଶାବାସୀ ବିଶେଷ ଭାବରେ ସଚେତନ ହେବା ସହିତ ରାଜ୍ୟରେ ଓଡ଼ିଆ ପ୍ରଚଳନର ବ୍ୟାପକତା ପ୍ରତି ଉତ୍ସାହଜନକ ପରିବେଶ ସୃଷ୍ଟି କରିବାର ପ୍ରୟାସ କରାଯାଏ ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ଇଲୋକ୍ଟ୍ରୋନିକ ମେଲ ବା ଡାକ, ସାଧାରଣତଃ ଇମେଲ ବୋଲି ୧୯୯୩ ମସିହାରୁ ଜଣାଯାଏ । ଏହାଦ୍ୱାରା ଇଣ୍ଟରନେଟ ମାଧ୍ୟମରେ ଗୋଟିଏ ବ୍ୟବହାରକାରୀ ଅନ୍ୟ ଏକ ବ୍ୟବହାରକାରୀକୁ ବାର୍ତ୍ତା, ରେକର୍ଡ କରାଯାଇଥିବା ବାର୍ତ୍ତା, ଛବି , ଭିଡିଓ ଆଦି ପଠାଇ ପାରିବ । ପୂର୍ବରୁ ତତ୍-କ୍ଷଣାତ ବାର୍ତ୍ତାବାହ ଭଳି ବାର୍ତ୍ତା ପଠାଳୀ ଓ ବାର୍ତ୍ତା ଗ୍ରହଣକାରୀ ଦୁଇ ଜଣକୁ ଏକା ସମୟରେ ଅନଲାଇନ ରହିବାକୁ ପଡୁଥିଲା । କିନ୍ତୁ ବର୍ତ୍ତମାନ store-and-forward (ସଞ୍ଚୟ କରି ଆଗକୁ ବଢିବା) ପ୍ରକ୍ରିୟାକୁ ଆଧାରିତ କରି ପ୍ରସ୍ତୁତ କରାଯାଇଥିବାରୁ ଏକ ସମୟରେ ଦୁଇ ଜଣଙ୍କୁ ଅନଲାଇନ ରହିବା ଆବଶ୍ୟକ ପଡୁନାହିଁ ।
ପଖାଳ (ପଖାଳ ଭାତ ନାମରେ ମଧ୍ୟ ଜଣା) ଭାତରେ ପାଣି ମିଶାଇ ତିଆରି କରାଯାଉଥିବା ଏକ ଓଡ଼ିଆ ଖାଦ୍ୟ । ଏହା ଜଗନ୍ନାଥ ମନ୍ଦିରରେ ତିଆରି ଛପନ ଭୋଗ ଭିତରୁ ଏକ । ପଖାଳ ଖରା ଦିନରେ ଓଡ଼ିଆ ଘରମାନଙ୍କରେ ଦେହରୁ ତାତି କମାଇବା ପାଇଁ ତଥା ପେଟ ଗରମ ଓ ଦେହରେ ପାଣି କମିଯିବା ଭଳି ରୋଗର ପ୍ରତିକାର ନିମନ୍ତେ ଖିଆଯାଇଥାଏ । ଭାତକୁ ପାଣିରେ ପଖାଳି ତିଆରି କରାଯାଉଥିବାରୁ ଏହାକୁ ପଖାଳ କୁହାଯାଏ । ଏହାର ପାଣିକୁ ତୋରାଣି କୁହାଯାଏ । ସାଧାରଣତଃ ଖରାବେଳେ ବା ଉପରଓଳି ପଖାଳ ଖିଆଯାଏ । ପଖାଳର ଲୋକାଦୃତି ଓ ପ୍ରସାର ଉଦ୍ଦେଶ୍ୟରେ ମାର୍ଚ୍ଚ ମାସ ୨୦ ତାରିଖକୁ ପଖାଳ ଦିବସ ଭାବେ ନାମିତ କରାଯାଇଛି ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।