ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଦରମା ବା ବେତନ ହେଉଛି ଏକ ନିଯୁକ୍ତିଦାତାଠାରୁ ଜଣେ କର୍ମଚାରୀଙ୍କୁ ଦେୟର ଏକ ରୂପ, ଯାହା ଏକ ନିଯୁକ୍ତି ଚୁକ୍ତିରେ ନିର୍ଦ୍ଦିଷ୍ଟ ହୋଇପାରେ । ଏହା ମଜୁରୀର ବିପରୀତ ଅଟେ, ଯେଉଁଠାରେ ପ୍ରତ୍ୟେକ କାର୍ଯ୍ୟ, ଘଣ୍ଟା, କିମ୍ବା ଅନ୍ୟାନ୍ୟ ୟୁନିଟ୍ ପର୍ଯ୍ୟାୟକ୍ରମେ ପରିବର୍ତ୍ତେ, ପୃଥକ ଭାବରେ ପ୍ରଦାନ କରାଯାଏ । ବ୍ୟବସାୟ ଚଳାଇବା ଦୃଷ୍ଟିକୋଣରୁ, ବେତନକୁ ଚଲାଇବା ପାଇଁ ମାନବ ସମ୍ବଳ ହାସଲ ଏବଂ ସଂରକ୍ଷଣର ମୂଲ୍ୟ ଭାବରେ ମଧ୍ୟ ଦେଖାଯାଇପାରେ, ଏବଂ ତା’ପରେ କର୍ମଚାରୀଙ୍କ ଖର୍ଚ୍ଚ ବା ବେତନ ଖର୍ଚ୍ଚ କୁହାଯାଏ । ହିସାବରେ, ଦରମା ଖାତାରେ ଦରମା ରେକର୍ଡ କରାଯାଏ ।
ପ୍ରାଣୀ ସାଧାରଣତଃ ବହୁକୋଷିକା ବିଶିଷ୍ଟ ଏକ ୟୁକେରୀୟୋଟିକ (eukaryotic) ଜୀବ ଅଟନ୍ତି । ପ୍ରାଣୀମାନଙ୍କ ଅଧ୍ୟୟନକୁ ପ୍ରାଣୀ ବିଜ୍ଞାନ କୁହାଯାଏ । ଗଛଗୁଡ଼ିକ ଶକ୍ତି ପ୍ରାପ୍ତ କରିବା ପାଇଁ ସୂର୍ଯ୍ୟାଲୋକର ବ୍ୟବହାର କରିଥାନ୍ତି, କିନ୍ତୁ ପ୍ରାଣୀମାନେ ସେଭଳି କରିନଥାନ୍ତି । ପ୍ରାଣୀମାନେ ଅନ୍ୟ ଜୀବିତ ବସ୍ତୁଠାରୁ ଶକ୍ତି ପ୍ରାପ୍ତ କରିବାପାଇଁ ବିଭିନ୍ନ ଉପାୟର ବ୍ୟବହାର କରନ୍ତି । ସେମାନେ ସାଧାରଣତଃ ଅନ୍ୟ ଜୀବନ୍ତ ବସ୍ତୁକୁ ଖାଇଥାନ୍ତି । ପ୍ରାଣୀ କିମ୍ବା ଜନ୍ତୁ "ଆନିମାଲିଆ" (Animalia) କିମ୍ବା "ମେଟାଜୋଆ" (Metazoa) ଜଗତ (ଜୀବ ବିଜ୍ଞାନ)ର ବହୁକୋଷିକୀୟ ଜନ୍ତୁସମ ପୋଷଣ ପ୍ରଦର୍ଶନ କରୁଥିବା ଏବଂ ୟୁକେରୀୟୋଟିକ ଜୀବର ଏକ ମୁଖ୍ୟ ସମୂହ । ଜନ୍ମହେବା ପରେ ଯେପରି କୌଣସି ପ୍ରାଣୀ ବଡ଼ ହୁଏ, ତାହାର ଶାରୀରିକ ଯୋଜନା ନିର୍ଦ୍ଧାରିତ ରୂପେ ବିକଶିତ ହେବାରେ ଲାଗିଥାଏ । କିଛି ପ୍ରାଣୀ ଜୀବନରେ ଆଗକୁ ଯାଇ କାର୍ଯ୍ୟାନ୍ତରଣ /ରୂପାନ୍ତରଣ (metamorphosis) ପକ୍ରିୟାରେ ଅତିକ୍ରମ କରିଥାନ୍ତି । ଅଧିକାଂଶ ଜନ୍ତୁ ଗତିଶୀଳ ହୋଇଥାନ୍ତି, ଅର୍ଥାତ ସ୍ୱତନ୍ତ୍ର ରୂପେ ଗତି କରିପାରନ୍ତି ।
ମେଦ ବହୁଳତା ବା ଓବେସିଟି ଏକ ମେଡିକାଲ ରୋଗ ଯେଉଁଥିରେ ଅତ୍ୟଧିକ ଶରୀର ଚର୍ବି ଜମାହୋଇଯାଏ ଯାହା ସ୍ୱାସ୍ଥ୍ୟ ଉପରେ ପ୍ରତିକୁଳ ପ୍ରଭାବ ପକାଏ । ଯାହାର ବଡି ମାସ ଇଣ୍ଡେକ୍ସ (ବିଏମଆଇ) (ଲୋକର ଓଜନ ହରଣ ଲୋକର ମିଟରରେ ଉଚ୍ଚତାର ବର୍ଗ) ୩୦ରୁ ଅଧିକ ଥାଏ, ତାହାକୁ ମେଦ ବହୁଳତା କୁହାଯାଏ ଓ ୨୫ରୁ ୩୦ ଭିତରେ ଥିଲେ ଅଧିଭାର କୁହାଯାଏ । କେତେକ ପୂର୍ବ ଏସିଆ ଦେଶମାନଙ୍କରେ ଏହାଠାରୁ କମ ମୂଲ୍ୟାୟନ କରନ୍ତି । ମେଦ ବହୁଳତା ଥିଲେ ଅନେକ ରୋଗ ହେବା ସମ୍ଭାବନା ଥାଏ ଯଥା; ହୃତ୍ପିଣ୍ଡ ରୋଗ, ଡାଏବେଟିସ ୨, ଅବସ୍ଟ୍ରକ୍ଟିଭ ସ୍ଲିପ ଆପନିଆ, କେତେକ କର୍କଟ ଓ ଓଷ୍ଟିଓଆର୍ଥ୍ରାଇଟିସ ।ମେଦ ବହୁଳତାର କେତେକ ପ୍ରତିଶବ୍ଦମାନଙ୍କର ନାମ: ସ୍ଥୌଲ୍ୟତା, ମେଦୋବୃଦ୍ଧି, ସ୍ଥୁଳକାୟତ୍ତ୍ୱ, ନୁଦ୍ବୁଦ ବ୍ୟାଧିମେଦ ବହୁଳତା ହେବାର ଅନେକ କାରଣ ମଧ୍ୟରେ ଅତ୍ୟଧିକ ଶକ୍ତିଦାୟକ ଖାଦ୍ୟ, ଶାରୀରିକ ପରିଶ୍ରମର ଅଭାବ ଓ ଜେନେଟିକ ସମ୍ବେଦନଶୀଳତା ଉଲ୍ଲେଖନୀୟ । କେତେକ କେସ୍ରେ ଜିନ୍, ଅନ୍ତସ୍ରାବୀ ଗ୍ରନ୍ଥି ସମସ୍ୟା, ଔଷଧ ବା ମାନସିକ ବେମାରୀ ମୂଖ୍ୟ କାରଣ ହୋଇପାରେ । କେତେକ ମତରେ ଅଳ୍ପ ଖାଦ୍ୟ ଖାଇଲେ ମଧ୍ୟ ଏହି ରୋଗ ହୁଏ, ଏ ମତବାଦର ପ୍ରମାଣ ସାଧାରଣ ଭାବରେ ଅନୁମୋଦିତ ହୁଏ ନାହିଁ । ସାଧାରଣତଃ ମେଦ ବହୁଳ ଲୋକଙ୍କର ଶକ୍ତି କ୍ଷୟ ଅନ୍ୟମାନଙ୍କ ଅପେକ୍ଷା ଅଧିକ ହୁଏ କାରଣ ଏମାନଙ୍କର ବଡି ମାସ ନିମନ୍ତେ ଅଧିକ ଶକ୍ତି ଆବଶ୍ୟକ ହୁଏ ।ମେଦ ବହୁଳତାକୁ ସାମାଜିକ ଓ ବ୍ୟକ୍ତଗତ ପସନ୍ଦର ପରିବର୍ତ୍ତନ କରି ପ୍ରତିରୋଧ କରିହୁଏ । ଖାଦ୍ୟ ଓ ଶାରୀରିକ ବ୍ୟାୟାମଦ୍ୱାରା ଏହାର ମୂଖ୍ୟ ଚିକିତ୍ସା କରାଯାଏ । ଶକ୍ତି ସମ୍ପନ୍ନ ଖାଦ୍ୟ ଯେପରିକି ଚର୍ବି ଓ ଶର୍କରା ଜାତୀୟ ଖାଦ୍ୟ କମ୍ କରି ତନ୍ତୁ ଯୁକ୍ତ ଖାଦ୍ୟ ଅଧିକ ଖାଇଲେ ଖାଦ୍ୟର ଗୁଣବତ୍ତା ଉନ୍ନତ ହୁଏ । ଉପଯୁକ୍ତ ଖାଦ୍ୟ ସହିତ ଔଷଧ ଖାଇଲେ ଖାଦ୍ୟ ରୁଚି କମିଯାଏ ବା ଚର୍ବି ଅବଶୋଷଣ କମିଯାଏ । ଖାଦ୍ୟ, ବ୍ୟାୟାମ ଓ ଔଷଧ କାର୍ଯ୍ୟକାରୀ ନ ହେଲେ ଗ୍ୟାସ୍ଟ୍ରିକ ବେଲୁନ ବା ଅପରେଶନ କରି ପାକସ୍ଥଳୀର ଲମ୍ବ ଓ ପରିମାଣ ବା ଭଲ୍ୟୁମ କମେଇ ଦେଲେ ଶୀଘ୍ର ପେଟ ପୂର୍ଣ୍ଣ ଲାଗିବ ଓ ପୋଷକ ଅବଶୋଷଣ କମିଯିବ ।ମୃତ୍ୟୁର ଏକ କାରଣ ମେଦ ବହୁଳତାକୁ ପ୍ରତିରୋଧ କରାଯାଇ ପାରିବ । ମେଦାଳତା ଏକ ମୃତ୍ୟୁ ପ୍ରତିରୋଧକ୍ଷମ ଅବସ୍ଥା ଯାହା ପୃଥିବୀବ୍ୟାପି ବୟଃପ୍ରାପ୍ତ ଓ ପିଲାଙ୍କର ରୋଗ ହାରରେ ବୃଦ୍ଧି ଘଟୁଛି । ସନ ୨୦୧୪ରେ ୬୦୦ ନିୟୁତ ବୟସ୍କ (୧୩%) ଓ ୪୨ ନିୟୁତ ୫ ବର୍ଷ ବୟସରୁ କମ୍ ପିଲାଙ୍କର ମେଦାଳତା ହୋଇଥିଲା ।ଏହା ପୁରୁଷଙ୍କ ଅପେକ୍ଷା ମହିଳାଙ୍କୁ ଅଧିକ ହୁଏ । ବିଶାରଦମାନଙ୍କ ମତରେ ଏହା ଏକବିଂଶ ଶତାବ୍ଦୀର ଏକ ସାଂଘାତିକ ଜନସ୍ୱାସ୍ଥ୍ୟ ସମସ୍ୟା । ମେଦାଳତା ଏକ କଳଙ୍କ ରୂପେ ଆଧୁନିକ ପୃଥିବୀ ବିଶେଷତଃ ପଶ୍ଚିମ ପୃଥିବୀରେ ପରିଚିତ ଯଦିଓ ଏକ ସମୟରେ ଏହା ସମ୍ପତ୍ତି ଓ ପ୍ରଜନନକ୍ଷମ (fertility) ଅବସ୍ଥା ବୋଲି ବିବେଚିତ ହେଉଥିଲା ଓ ଅଦ୍ୟାବଧି କେତେକ ସ୍ଥାନରେ ହେଉଛି । ସନ ୨୦୧୩ରେ ଆମେରିକାଲ ମେଡିକାଲ ଆସୋସିଏସନ ଏହାକୁ ଏକ ରୋଗ ଶ୍ରେଣୀରେ ଅନ୍ତର୍ଭୁକ୍ତ କରିଛନ୍ତି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ – ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରାଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଚନ୍ଦ୍ରଯାନ-୩ (ସଂସ୍କୃତ: चन्द्रयान-3) ହେଉଛି ଭାରତୀୟ ମହାକାଶ ଗବେଷଣା ସଂଗଠନ, ଇସ୍ରୋଦ୍ୱାରା ତୃତୀୟ ଚନ୍ଦ୍ର ଅନୁସନ୍ଧାନ ଅଭିଯାନ । ଏଥିରେ ଚନ୍ଦ୍ରଯାନ-୨ ଭଳି ଲ୍ୟାଣ୍ଡର ଓ ରୋଭର ରହିଥିଲେ ହେଁ ଏଥିରେ ପରିକ୍ରମଣକାରୀ (ଅର୍ବିଟର) ନାହିଁ । ଏହାର ପ୍ରୋପଲ୍ସନ୍ ମଡ୍ୟୁଲ୍ ଏକ ଯୋଗାଯୋଗ ରିଲେ ସାଟେଲାଇଟ୍ ଭଳି ଆଚରଣ କରେ । ମହାକାଶଯାନ ୧୦୦ କିଲୋମିଟର ଚନ୍ଦ୍ର କକ୍ଷପଥରେ ରହିବା ପର୍ଯ୍ୟନ୍ତ ପ୍ରୋପଲସନ ମଡ୍ୟୁଲ ଲ୍ୟାଣ୍ଡର ଏବଂ ରୋଭର ବହନ କରିଥାଏ ।ଚନ୍ଦ୍ରଯାନ-୨ ପରେ ସଫ୍ଟ ଲ୍ୟାଣ୍ଡିଂ ଗାଇଡେନ୍ସ ସଫ୍ଟୱେୟାରରେ ଶେଷ ମୁହୂର୍ତ୍ତରେ ସଫ୍ଟ ଲ୍ୟାଣ୍ଡିଂ ଗାଇଡେନ୍ସ ସଫ୍ଟୱେୟାରରେ ତ୍ରୁଟି ଯୋଗୁଁ ସଫଳ କକ୍ଷପଥ ପ୍ରବେଶ ପରେ ଲ୍ୟାଣ୍ଡରର ସଫ୍ଟ ଲ୍ୟାଣ୍ଡିଂ ପ୍ରୟାସ ବିଫଳ ହେବା ପରେ ଆଉ ଏକ ଚନ୍ଦ୍ର ଅଭିଯାନ ପ୍ରସ୍ତାବ ଦିଆଯାଇଥିଲା। ଏହି ଅଭିଯାନକ୍ରମେ ୨୦୨୪ ମସିହାରେ ଜହ୍ନର ଦକ୍ଷିଣ ମେରୁରେ ରୋଭର (ଚନ୍ଦ୍ର ଉପରେ ବୁଲାବୁଲି କରି ତାହାର ମାଟିର ନମୁନା ସଂଗ୍ରହ କରିବା) ଏବଂ ଏକ ଲ୍ୟାଣ୍ଡର (ଚନ୍ଦ୍ର ଉପରେ ଓଲ୍ହାଇବା) ପଠାଯାଇ ନିରୀକ୍ଷଣ କରାଯିବ ।ଏହି ଅଭିଯାନଟି ନୂତନ ଭୂମି ଅନୁଧ୍ୟାନ ସହିତ ଜଡ଼ିତ କଳାକୌଶଳ ଯଥା ଯାନ ପରିବହନ ଏବଂ କିଛି ଶହ କିଲୋଗ୍ରାମ ଓଜନର ଆସବାବପତ୍ର ସହିତ ମେରୁ ସ୍ଥାନରେ କିପରି ଦୀର୍ଘସ୍ଥାୟୀ ରାତ୍ରଯାପନ ହୋଇପାରିବ ତାହା ଉପରେ ଅଧିକ ଅନୁଧ୍ୟାନ କରିବ । ସମ୍ଭାବିତ ପାଣିର ଖୋଜା, ନମୁନା ସଂଗ୍ରହ ଏବଂ ତଦନ୍ତ ମୁଖ୍ୟତଃ ଏହି ଅଭିଯାନର ଲକ୍ଷ୍ୟ ହୋଇପାରେ । ଅନ୍ୟାନ୍ୟ ଅନ୍ତରୀକ୍ଷ ସଂସ୍ଥାଗୁଡ଼ିକରୁ ପେଲୋଡ ବା ଆସବାବପତ୍ର ନେବାକୁ ପ୍ରସ୍ତାବ ଦିଆଯିବ ।୧୪ ଜୁଲାଇ ୨୦୨୩ ତାରିଖରେ ଚନ୍ଦ୍ରଯାନ-୩କୁ ସଫଳତାର ସହିତ ଏଲଭିଏମ୩ ଏମ୪ ରକେଟଦ୍ୱାରା କକ୍ଷପଥରେ ସ୍ଥାପନ କରାଯାଇଥିଲା । ଲ୍ୟାଣ୍ଡର ଓ ରୋଭର ୨୩ ଅଗଷ୍ଟ ୨୦୨୩ରେ ଚନ୍ଦ୍ରର ଦକ୍ଷିଣ ମେରୁ ଅଞ୍ଚଳ ନିକଟରେ ଅବତରଣ କରିଥିଲେ। ୨୩ ଅଗଷ୍ଟ ୨୦୨୩, ଭାରତୀୟ ସମୟ ଅନୁଯାୟୀ ଅପରାହ୍ନ ପ୍ରାୟ ୫ଟା ୪୫ ମିନିଟରେ ଏହି ଅବତରଣ ଘଟିଥିଲା ଏବଂ ସେହି ଦିନ ସନ୍ଧ୍ୟା ପ୍ରାୟ ୬.୦୨ ମିନିଟରେ ଚନ୍ଦ୍ରପୃଷ୍ଠକୁ ସ୍ପର୍ଶ କରିଥିଲା, ଯାହା ଚନ୍ଦ୍ରର ଦକ୍ଷିଣ ମେରୁ ଅଞ୍ଚଳରେ ସଫଳତାର ସହ ମହାକାଶଯାନ ଅବତରଣ କରିବାରେ ପ୍ରଥମ ଦେଶ ଏବଂ ଚନ୍ଦ୍ରରେ ଧୀର ଅବତରଣ (soft landing) କରିଥିବା ଚତୁର୍ଥ ଦେଶ ଥିଲା।
ସନ୍ଥକବି ଭୀମ ଭୋଇ ଭୀମ ଭୋଇ (୧୮୫୦-୧୮୯୫ ) ରେଢ଼ାଖୋଲର ମଧୁପୁର ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ ।ଭୀମ ଭୋଇ ଜଣେ ଓଡ଼ିଆ କବି ଓ ମହିମା ଧର୍ମର ପ୍ରଚାରକ ଥିଲେ । ତାଙ୍କର ରଚନା ଗୁଡ଼ିକରେ ମାନବ ଧର୍ମ, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରାଯାଇଅଛି । ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତାବଳୀ ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" କବିତା ଅନ୍ୟତମ । ତାଙ୍କ ସମସାମୟିକମାନଙ୍କ କବିତାସବୁ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବିଷୟରେ ହୋଇଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଓ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ପ୍ରଚଳନ ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନ ନିମନ୍ତେ ସେ ଶହଶହ ଛାନ୍ଦ, ଚଉପଦୀ ଓ ଚଉତିଶା ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ବହିଗୁଡ଼ିକ ମଧ୍ୟରେ "ସ୍ତୁତିଚିନ୍ତାମଣି", "ହଲିଆ ଗୀତ", "ଡାଲଖାଈ", "ରସରକେଲି", "ଜାଇଫୁଲ", "ବ୍ରହ୍ମ ନିରୂପଣ ଗୀତା", "ଆଦିଅନ୍ତ ଗୀତା", "ଅଷ୍ଟକ ବିହାରୀ ଗୀତା", "ନିର୍ବେଦ ସାଧନା", "ଶ୍ରୁତିନିଷେଧ ଗୀତା", "ମନୁସଭାମଣ୍ଡଳ", "ଗୃହଧର୍ମ" ଓ "ମହିମାବିନୋଦ" । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ସୁରକ୍ଷିତ । ତାଙ୍କ ରଚିତ ବହିଗୁଡ଼ିକ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣି ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଶାନ୍ତନୁ ଆଚାର୍ଯ୍ୟ (ଜନ୍ମ: ୧୫ ମଇ ୧୯୩୩) ଜଣେ ଓଡ଼ିଆ ଗାଳ୍ପିକ, ଔପନ୍ୟାସିକ ଓ ଶିଶୁ ସାହିତ୍ୟିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ । ଶାନ୍ତନୁ ପ୍ରଥମେ ସମ୍ବଲପୁରର ଓରିଏଣ୍ଟ କାଗଜ କଳରେ କେମିଷ୍ଟ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହେବା ପରେ ୧୯୫୮ ମସିହା ଜାନୁଆରୀ ୩ତାରିଖରେ ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ, ପାରଳାଖେମୁଣ୍ଡିର ରସାୟନ ବିଭାଗରେ ଅଧ୍ୟାପକ ଭାବେ ଯୋଗ ଦେଇଥିଲେ । ତା'ଙ୍କ ସହ ସେହି ଦିନ ମହାପାତ୍ର ନୀଳମଣି ସାହୁ ମଧ୍ୟ ଓଡ଼ିଆ ବିଭାଗର ଅଧ୍ୟାପକ ଭାବେ ସେହି ମହାବିଦ୍ୟାଳୟରେ କାର୍ଯ୍ୟାରମ୍ଭ କରିଥିଲେ ।
{{Use British English|date=November 2011}} ଶ୍ରୀନିବାସ ରାମାନୁଜନ (pronunciation ) (୨୨ ଡିସେମ୍ବର ୧୮୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ 'ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭାଦ୍ୱାରା ନିର୍ମିତ) । ଏହା ଲୋକଙ୍କଦ୍ୱାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଶନି ସୌରଜଗତର ଏକ ଅଂଶବିଶେଷ । ସୂର୍ଯ୍ୟଠାରୁ ଏହା ଷଷ୍ଠ ଗ୍ରହ । ବୃହସ୍ପତି ପରେ ଏହା ଦ୍ୱିତୀୟ ବୃହତ୍ତମ ଗ୍ରହ । ଏହାର ବ୍ୟାସାର୍ଦ୍ଧ ପୃଥିବୀର ୯ ଗୁଣ ଓ ଏହାର ଘନତ୍ୱ ପୃଥିବୀ ଘନତ୍ୱର ଆଠ ଭାଗରୁ ଭାଗେ , ତେଣୁ ଶନି ପୃଥିବୀଠାରୁ ପଞ୍ଚାନବେ ଗୁଣ ବଡ଼ ।ଶନିର ଅଭ୍ୟନ୍ତର ଲୁହା-ନିକେଲ ଓ ସିଲିକନ ଅମ୍ଳଜାନର ପଥରରେ ଗଠିତ ହେବାର ସମ୍ଭାବନା ଅଧିକ । ସେହିପରି ଆନ୍ତରିକଭାଗ ଧାତବ ଉଦଜାନରେ ଗଠିତ । ଏହି ଧାତବ ଉଦଜାନରେ ଗଠିତ ଆନ୍ତରିକ ଭାଗରେ ବହୁଥିବା ବିଦ୍ୟୁତ ଏକ ଦୁର୍ବଳ ଚୁମ୍ବକୀୟ କ୍ଷେତ୍ର ରଚନା କରିଥାଏ। ଆନ୍ତରିକ ଓ ବାହ୍ୟ ଭାଗର ମଧ୍ୟବର୍ତ୍ତୀ ଭାଗ ତରଳ ଉଦ୍ଜାନ ଓ ତରଳ ହିଲିଅମରେ ଗଠିତ । ଶନିର ବାୟୁମଣ୍ଡଳ ସାମାନ୍ୟ ହଳଦିଆ ରଙ୍ଗ ଭଳି ପ୍ରତୀତ ହୁଏ ।ଏହି ହଳଦିଆ ରଙ୍ଗର କାରଣ ବାୟୁମଣ୍ଡଳରେ ଏମୋନିଆ ସ୍ଫଟିକ ହୋଇପାରେ।
ଜଗତର ନାଥ ଶ୍ରୀ ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରା ଓ ସୁଦର୍ଶନଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
କିଶୋର କୁମାର ଜେନା (ଜନ୍ମ: ୬ ସେପ୍ଟେମ୍ବର ୧୯୯୫) ଜଣେ ଭାରତୀୟ ଜାଭେଲିନ ଫିଙ୍ଗାଳୀ । ସେ ୨୦୨୩ ମସିହା ଜୁଲାଇ ମାସ ୨୮ ତାରିଖରେ ଶ୍ରୀଲଙ୍କାର ମହିନ୍ଦ୍ରା ରାଜପକ୍ଷ ଷ୍ଟାଡ଼ିୟମରେ ଅନୁଷ୍ଠିତ ଶ୍ରୀଲଙ୍କା ଜାତୀୟ ଆଥେଲେଟିକ ଚାମ୍ପିୟନସିପରେ ୮୪.୩୮ ମିଟର ଜାଭେଲିନ ଫିଙ୍ଗି ନିଜର ଶ୍ରେଷ୍ଠ ପ୍ରଦର୍ଶନ କରିଥିଲେ ଓ ସ୍ୱର୍ଣ୍ଣପଦକ ହାସଲ କରିଥିଲେ । ଏହି ପ୍ରଦର୍ଶନଦ୍ୱାରା ସେ ନିଜ ପୂର୍ବ ବ୍ୟକ୍ତିଗତ ରେକର୍ଡ଼ ୮୨.୮୭ ମିଟର ଭଙ୍ଗ କରିଥିଲେ ।
ନଈ ସେପାରୀ କନକ ଗୋରୀ, ୨୦୧୩ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଅଜୟ ମହାନ୍ତି । ଅନନ୍ୟା ଚଳଚ୍ଚିତ୍ର ପ୍ରଯୋଜନା ସଂସ୍ଥା ଅଧିନରେ ଏହି ଚଳଚ୍ଚିତ୍ରଟିର ନିର୍ମାଣ କରାଯାଇଥିଲା । ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ ଅଜୟ ମହାନ୍ତି ଏବଂ ସଂଳାପ ରଚନା କରିଥିଲେ ଦେବ ପ୍ରସାଦ ଦାସ । ପଙ୍କଜ ପାଢ଼ୀ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଦୂତୀ ବାହନ ଓଷା (ଦୁତିଆ ଓଷା, ଦୂତୀଆ ଓଷା, ପୁଅ ଜିଉଁତିଆ ଓଷା, ଦୁତିବାମନ ଓଷା ବା ଜୀମୂତବାହନ ଉପବାସ ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ ଓଷା । ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଏହା ଭିନ୍ନ ଭିନ୍ନ ନାମରେ ଜଣାଶୁଣା । ଓଡ଼ିଶାର ପଶ୍ଚିମାଞ୍ଚଳରେ ଏହା "ପୁଅ ଜିଉଁତିଆ" ନାମରେ ଏକ ମୁଖ୍ୟ ଓଷା ଭାବେ ପାଳିତ ହେଉଥିବା ବେଳେ ବାକି କେତେକ ସ୍ଥାନରେ "ଦୁତିଆ/ଦୂତୀଆ" ବା "ଦୂତୀ ବାହନ ଓଷା" ନାମରେ ପାଳିତ । ଜନନୀମାନେ ପୁଅର ଦୀର୍ଘ ଜୀବନ କାମନା କରି ଏବଂ ବିବାହିତା ନାରୀ, ବନ୍ଧ୍ୟା ଓ ପୁତ୍ରହରା ନାରୀମାନେ ପୁତ୍ରଲାଭ କରିବା ଆଶାରେ ଏହି ନିର୍ଜଳା ଉପବାସ କରି ଓଷା ପାଳନ କରିଥାନ୍ତି । ଏହା ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ପାଳିତ ହୋଇଥାଏ । ଏହି ଦିନ ମା'ମାନେ ସାରାଦିନ ଜଳସ୍ପର୍ଶ ନ କରି ଉପବାସ କରିଥାନ୍ତି । କେତେକ ସ୍ଥାନରେ ଭାଇମାନଙ୍କର ଶୁଭମନାସୀ ଭଉଣୀମାନେ ଏ ପ୍ରକାର ଓଷା କରୁଥିବାର ଦୃଷ୍ଟାନ୍ତ ରହିଛି ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧ - ୨୩ ଅଗଷ୍ଟ ୧୯୩୮) ଜଣେ ଓଡ଼ିଆ କବି ଥିଲେ । ତାଙ୍କର ଜନ୍ମ ବସ୍ତର ଦେଶୀୟ ରାଜ୍ୟରେ ହୋଇଥିଲା । ବସ୍ତର ଓଡ଼ିଆଭାଷୀ ଅଞ୍ଚଳ । ହେଲେ ତାହା ଓଡ଼ିଶାରେ ନାହିଁ । ତାଙ୍କ ପିତା ଦାନିଏଲ୍ ସାବତ ଜଣେ ଡାକ୍ତର ହିସାବରେ ବ୍ରହ୍ମଦେଶରେ ରହୁଥିଲେ । ଏକାଧାରରେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । କୁନ୍ତଳା ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ଭଗବାନ ବିଷ୍ଣୁଙ୍କର ଦଶାବତାର କଥା ଶୁଣିଲେ ଓ ଓଡ଼ିଶୀ ନାଚର ଦଶ ଅବତାର ଭଙ୍ଗୀ ଦେଖିଲେ ବୁଝାପଡ଼େ ମଣିଷ କିପରି ଏ ପୃଥିବୀକୁ ଆସିଲା । ବିବର୍ତ୍ତନବାଦୀମାନେ କହନ୍ତି, ପୃଥିବୀଟା ବହୁ ପୁରାକାଳରେ ଖାଲି ବାଷ୍ପମୟ ଥିଲା । କ୍ରମେ କ୍ରମେ ସେ ବାଷ୍ପରାଶି ଶୀତଳ ହୋଇଯାଇ ନାନାପ୍ରକାର ପଦାର୍ଥ ଓ ରାସାୟନିକ ଦ୍ରବ୍ୟରେ ପରିଣତ ହେଲା । ପାଣି ମଧ୍ୟ ତିଆରି ହେଲା । ସେ ପାଣିରେ ପ୍ରଥମେ ଛୋଟ ଛୋଟ ଜୀବ ଉତ୍ପନ୍ନ ହେଲେ । ସେ ଛୋଟ ଛୋଟ ଜୀବ ନାନା ଘାତ ପ୍ରତିଘାତ ମଧ୍ୟରେ ଯାଇ ଆସ୍ତେ ଆସ୍ତେ ଉନ୍ନତ ଧରଣର ହେଲେ । ପରେ ମାଛମାନଙ୍କର ଆବିର୍ଭାବ ହେଲା । ସେ ମାଛମାନେ କ୍ରମେ କ୍ରମେ ଜଳରୁ ସ୍ଥଳଭାଗକୁ ଆସିଲେ । ତା ପରେ ନାନା ପ୍ରକାର ସରୀସୃପ ବା ସାପ ଜାତୀୟ ଓ ବେଙ୍ଗ ଜାତୀୟ ଜୀବ ସୃଷ୍ଟି ହେଲେ । ସେଥିରୁ କ୍ରମେ କ୍ରମେ ନାନା ପ୍ରକାର ଡାଇନୋସର ଓ ଅନ୍ୟାନ୍ୟ ପ୍ରକାରର ଜୀବ ସୃଷ୍ଟି ହୋଇ ଶେଷରେ ମାଙ୍କଡମାନଙ୍କର ଆବିର୍ଭାବ ହେଲା । ଏସବୁ ହେବାକୁ କୋଟି କୋଟି ବର୍ଷ ଲାଗିଥିଲା ବୋଲି ବୈଜ୍ଞାନିକମାନେ କହନ୍ତି । ତା ପରେ ଆସିଲା ମଣିଷ ।
ରାଜନୀତି ବିଜ୍ଞାନରେ ବିଭିନ୍ନ ଉପବିଭାଗ ରହିଛି ଯଥା ତୁଳନାତ୍ମକ ରାଜନୀତି, ରାଜନୀତିକ ଅର୍ଥନୀତି, ଅନ୍ତର୍ଜାତୀୟ ସମ୍ପର୍କ, ରାଜନୀତିକ ତତ୍ତ୍ୱ, ସାଧାରଣ ପ୍ରଶାସନ, ଜନନୀତି ଏବଂ ରାଜନୀତିକ ପଦ୍ଧତି । ଅଧିକନ୍ତୁ ରାଜନୀତି ବିଜ୍ଞାନ ଅର୍ଥନୀତି, ଆଇନ, ସମାଜ ବିଜ୍ଞାନ, ଇତିହାସ, ଦର୍ଶନ, ଭୂଗୋଳ, ମନୋବିଜ୍ଞାନ/ମାନସିକ ରୋଗ, ଆନ୍ଥ୍ରୋପୋଲୋଜି ଏବଂ ସ୍ନାୟୁବିଜ୍ଞାନ ସହିତ ଜଡ଼ିତ ଓ ଏବଂ ସେସବୁରୁ ଉଦ୍ଧୃତ ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବିମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ । ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ସେଥିରୁ ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ଚିତ୍ରକୋଣ୍ଡା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ଚିତ୍ରକୋଣ୍ଡା (କ୍ରମିକ ସଂଖ୍ୟା: ୧୪୭) ମାଲକାନଗିରି ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।
ଦ୍ରୌପଦୀ ମୁର୍ମୁ (ଜନ୍ମ: ୨୦ ଜୁନ ୧୯୫୮) ଜଣେ ଭାରତୀୟ ରାଜନୀତିଜ୍ଞା ଓ ଭାରତର ୧୫ତମ ତଥା ବର୍ତ୍ତମାନର ରାଷ୍ଟ୍ରପତି । ଭାରତର ରାଷ୍ଟ୍ରପତି ହେବାରେ ସେ ପ୍ରଥମ ଆଦିବାସୀ । ସେ ଭାରତୀୟ ଜନତା ପାର୍ଟିର ଦଳୀୟ ପ୍ରାର୍ଥୀ ଭାବେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରୁ ଦୁଇଥର (୨୦୦୦ ଏବଂ ୨୦୦୪ରେ) ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ଝାଡ଼ଖଣ୍ଡର ରାଜ୍ୟପାଳ (୨୦୧୫-୨୦୨୧) ଭାବରେ କାର୍ଯ୍ୟ କରିଥିଲେ । ବିଜୁ ଜନତା ଦଳ ଏବଂ ଭାରତୀୟ ଜନତା ପାର୍ଟିର ସଂଯୁକ୍ତ ଶାସନ ବେଳେ ସେ ବାଣିଜ୍ୟ ଏବଂ ଗମନାଗମନ ବିଭାଗର ସ୍ୱାଧୀନ ମନ୍ତ୍ରୀ ଭାବେ ୨୦୦୦ ମାର୍ଚ୍ଚ ୬ରୁ ୨୦୦୨ ଅଗଷ୍ଟ ୬ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ ଏବଂ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗରେ ମନ୍ତ୍ରୀ ଭାବେ ୨୦୦୨ ଅଗଷ୍ଟ ୬ରୁ ୨୦୦୪ ମଇ ୧୬ ପର୍ଯ୍ୟନ୍ତ କାର୍ଯ୍ୟକରିଥିଲେ ।
ଓମ୍ (ॐ, ওঁ, ଓଁ ) କିମ୍ବା ଓଁକାରର ନାମନ୍ତର ପ୍ରଣବ ଅଟେ । ଏହା ଈଶ୍ୱରର ବାଚକ ଅଟେ । ଈଶ୍ୱରଙ୍କ ସହିତ ଓଁକାରର ବାଚ୍ୟ-ବାଚକ-ଭାବ ସମ୍ବନ୍ଧ ନିତ୍ୟ ଅଟେ, ସାଙ୍କେତିକ ନୁହେଁ । ସଙ୍କେତ ନିତ୍ୟ କିମ୍ବା ସ୍ୱାଭାବିକ ସମ୍ବନ୍ଧକୁ ପ୍ରକଟ କରିଥାଏ। ସୃଷ୍ଟିର ଆଦିରେ ସର୍ବପ୍ରଥମ ଓଁକାର ରୂପୀ ପ୍ରାଣବର ହିଁ ସ୍ଫୁରଣ ହୋଇଥାଏ । ତଦାନନ୍ତର ସାତ କୋଟି ମନ୍ତ୍ରର ଆବିର୍ଭାବ ହୋଇଥାଏ । ଏହି ମନ୍ତ୍ରର ବାଚ୍ୟ ଆତ୍ମାର ଦେବତା ରୂପେ ପ୍ରସିଦ୍ଧ ହୋଇଥାଏ । ଏହି ଦେବତା ମାୟା ଉପରେ ବିଦ୍ୟମାନ ମାୟା ସୃଷ୍ଟିର ନିୟନ୍ତ୍ରଣ କରିଥାଏ । ଏଥିରୁ ଅଧା ଶୁଦ୍ଧ ମାୟାଜଗତରେ କାର୍ଯ୍ୟ କରିଥାଏ ଏବଂ ଶେଷ ଅଧା ଅଶୁଦ୍ଧ କିମ୍ବା ମଳିନ ମାୟା ଜଗତରେ । ଏହି ଏକ ଶବ୍ଦକୁ ବ୍ରହ୍ମାଣ୍ଡର ଭୌତିକ ବଚନ ମାନନ୍ତି, 16 ଶ୍ଳୋକରେ ଏହାର ମହିମା ବର୍ଣ୍ଣିତ ହୋଇଥାଏ ।
କପିଳେନ୍ଦ୍ର ଦେବ (୧୪୩୫ - ୧୪୬୫ ଖ୍ରୀଷ୍ଟାବ୍ଦ) ଓଡ଼ିଶାର ଜଣେ ଦିଗବିଜୟୀ ସମ୍ରାଟ ଥିଲେ ।ତାଙ୍କ ସମୟରେ ଓଡ଼ିଶା ତଥା ଉତ୍କଳ ଭୂଖଣ୍ଡ ଉତ୍ତରରେ ଗଙ୍ଗା ନଦୀଠାରୁ ଦକ୍ଷିଣରେ କାବେରୀ ନଦୀ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ସେ ସୂର୍ଯ୍ୟ ବଂଶର ପ୍ରତିଷ୍ଠାତା ତଥା ପ୍ରଥମ ନରପତି ଥିଲେ ।ସେ ନିଜକୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପରମ ସେବକ ଓ ଗଜପତି ଉପାଧିରେ ଭୂଷିତ କରିଥିଲେ ।ସେ ଉତ୍ତରରେ ଗଙ୍ଗାଠାରୁ ଦକ୍ଷିଣରେ ତ୍ରିଚିନାପଲ୍ଲିନିକଟରେ ଥିବା ଗୋଦାବରୀଯାଏଁ ଅଞ୍ଚଳ ଅଧୀକାର କରିଥିଲେ ଓ "ଗଜପତି ଗୌଡେଶ୍ବର ନବକୋଟି କର୍ଣ୍ଣାଟ କଳବର୍ଗେଶ୍ୱର ଉପାଧୀ" ଧାରଣ କରିଥିଲେ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ଡେଙ୍ଗୁ ଜ୍ୱର ଏକ ମଶା ବାହିତ (mosquito-borne ଗ୍ରୀଷ୍ମ ମଣ୍ଡଳୀୟ ରୋଗ (tropical disease) ଯାହା ଡେଙ୍ଗୁ ଭୁତାଣୁଦ୍ୱାରା (dengue virus) ହୁଏ । ଦେହରେ ସଂକ୍ରମଣ ପ୍ରବେଶ ପରେ ୩ରୁ ୧୪ ଦିନ ମଧ୍ୟରେ ଏହାର ଲକ୍ଷଣ ବାହାରେ । ଏହି ରୋଗରେ ଅଧିକ ଜ୍ୱର, ମୁଣ୍ଡ ବିନ୍ଧା, ବାନ୍ତି, ମାଂସପେଶୀ ଯନ୍ତ୍ରଣା (muscle|), ଗଣ୍ଠି ଯନ୍ତ୍ରଣା (joint pains) ଓ ଏକ ନିର୍ଦ୍ଦିଷ୍ଟ ପ୍ରକାରର ଚର୍ମ ରାସ୍ (skin rash) ହୁଏ । ଏହା ୨/୩ ଦିନ ମଧ୍ୟରେ ଉପଶମ ହୋଇଯାଏ । ଅଳ୍ପ ଅନୁପାତରେ ଏହି ରୋଗ ସାଂଘାତିକ ହୋଇ ଡେଙ୍ଗୁ ରକ୍ତସ୍ରାବୀ ଜ୍ୱରରେ ପରିବର୍ତ୍ତିତ ହୋଇ ରକ୍ତସ୍ରାବ (bleeding), ସ୍ୱଳ୍ପ ପ୍ଲାଟେଲେଟ ସ୍ତର (low levels of blood platelets), ରକ୍ତ ପ୍ଲାଜ୍ମା (blood plasma) ଝରଣ (leak) ଓ ଶେଷରେ ଡେଙ୍ଗୁ ସିଣ୍ଡ୍ରୋମ ହୁଏ ଯେଉଁଥିରେ ଅତ୍ୟଧିକ ନିମ୍ନ ରକ୍ତଚାପ (dangerously low blood pressure) ହୁଏ । ଡେଙ୍ଗୁ ରୋଗ ଅନେକ ପ୍ରକାରର ଏଡିସ (Aedes) ଜାତିର ମଶା (mosquito) ବିଶେଷତଃ ଏ ଇଜିପ୍ଟିଦ୍ୱାରା (A. aegypti) ମୂଖ୍ୟତଃ ସୃଷ୍ଟି ହୁଏ । ପାଞ୍ଚ ପ୍ରକାରର ଏହି ଭୁତାଣୁ ଅଛନ୍ତି; ସେଥିମଧ୍ୟରୁ ଗୋଟିଏ ପ୍ରକାରର ଭୁତାଣୁଦ୍ୱାରା ସଂକ୍ରମିତ ହେଲେ ସେହି ପ୍ରକାର ଭୁତାଣୁ ନିମନ୍ତେ ଜୀବନବ୍ୟାପୀ ଇମ୍ମ୍ୟୁନିଟି (immunity) ହୁଏ, ଅନ୍ୟ ପ୍ରକାର ଭୁତାଣୁ ନିମନ୍ତେ ସ୍ୱଳ୍ପକାଳୀନ ଇମ୍ମ୍ୟୁନିଟି ରହେ । ଅନ୍ୟ ପ୍ରକାର ଭୁତାଣୁଦ୍ୱାରା ସଂକ୍ରମିତ ହେଲେ ସାଂଘାତିକ ଜଟିଳତା ସୃଷ୍ଟି ହେବା ସମ୍ଭାବନା ଥାଏ । ରୋଗ ନିଶ୍ଚିତ କରିବା ନିମନ୍ତେ ଅନେକ ପ୍ରକାରର ପରୀକ୍ଷା ଅଛି, ସେମାନଙ୍କ ମଧ୍ୟରୁ ଭୁତାଣୁ ଆଣ୍ଟିବଡି (antibodies) ଓ ଭୁତାଣୁର ଅରଏନଏ (RNA) ଅନୁସନ୍ଧାନ କରି ପାଇଲେ ନିଶ୍ଚିତ ହୋଇଯାଏ । ଗୋଟିଏ ନୂଆ ଡେଙ୍ଗୁ ଜ୍ୱର ଟିକା (vaccine for dengue fever) ବ୍ୟବହାର ନିମନ୍ତେ ତିନୋଟି ଦେଶରେ ଅନୁମୋଦନ ଲାଭ କରିଛି । ମଶାଙ୍କର ରହିବା ସ୍ଥାନ କମେଇ ଓ କାମୁଡ଼ିବାକୁ ନ ଦେଇ ଏହି ରୋଗ ପ୍ରତିରୋଧ କରିହେବ । ସ୍ଥିର ଜଳ ନିଷ୍କାସନ କରି ଓ ଦେହକୁ ଲୁଗାରେ ଆବୃତ କରି ଏହା ସମ୍ଭବପର କରିହେବ । ମଧ୍ୟମ ଓ ସାମାନ୍ୟ ଧରଣର ରୋଗ ପାଇଁ ସାହାଯ୍ୟକାରୀ ଚିକିତ୍ସା ଓ ତରଳ ପଦାର୍ଥ ପାଟିରେ ବା ଶିରାଭ୍ୟନ୍ତରରେ (intravenously) ଦିଆଯାଏ । ସାଂଘାତିକ ରୋଗରେ ରକ୍ତ ପରିଦାନ (blood transfusion) ଦରକାର ହୁଏ । ପ୍ରତି ବର୍ଷ ପ୍ରାୟ ୫ ଲକ୍ଷ ଲୋକଙ୍କର ଆଡମିଶନ ଆବଶ୍ୟକ ହୁଏ । ନନ୍ସ୍ଟିରଏଡାଲ ଆଣ୍ଟି-ଇନଫ୍ଲାମେଟରି ଡ୍ରଗ (nonsteroidal anti-inflammatory drug) ଯୋଗୁ ଅଧିକ ରକ୍ତସ୍ରାବ ଅଧିକ ହେଉଥିବାରୁ ତା ବଦଳରେ ଆଇବୁପ୍ରୋଫେନ ଔଷଧ ବ୍ୟବହାର କରିବାକୁ ସୁପାରିସ କରାଯାଉଛି । ଦ୍ୱିତୀୟ ବିଶ୍ୱଯୁଦ୍ଧ ପରଠାରୁ ଡେଙ୍ଗୁ ଏକ ପୃଥିବୀବ୍ୟାପି ସମସ୍ୟା ହୋଇ ଠିଆ ହୋଇଛି ଓ ପ୍ରାୟ ୧୧୦ଟି ଦେଶରେ ଏହା ସ୍ଥାନୀକ ରୋଗ (endemic) ହୋଇ ରହିଛି । ପ୍ରତି ବର୍ଷ ପ୍ରାୟ ୫୦ରୁ ୫୨୮ ନିୟୁତ ଲୋକ ସଂକ୍ରମିତ ହେଉଛନ୍ତି ଓ ତାଙ୍କ ମଧ୍ୟରୁ ୧୦୦୦୦ରୁ ୨୦,୦୦୦ ଲୋକ ମରୁଛନ୍ତି । ସନ ୧୭୭୯ରୁ ଏହି ରୋଗ ବିଷୟରେ ବର୍ଣ୍ଣନା ଲିଖିତ ଅଛି । ବିଂଶ ଶତାବ୍ଦୀ ପ୍ରାରମ୍ଭରୁ ଏହି ରୋଗର କାରଣ ଓ ସଞ୍ଚାର ବିଷୟ ମଣିଷ ଜାଣିଛି । ମଶା ନିଶ୍ଚିହ୍ନ କରିବା ସହିତ ଭୁତାଣୁ ନିମନ୍ତେ ଔଷଧ ତିଆରି କାମ ଚାଲିଛି । ଏହାକୁ ଉପେକ୍ଷା କରାଯାଇଥିବା ଟ୍ରପିକାଲ ରୋଗ (neglected tropical disease) ଭାବରେ ବର୍ଗୀକରଣ କରାଯାଇଛି ।
ଦଶହରା ଓଡ଼ିଶାରେ ପାଳିତ ଏକ ଗଣପର୍ବ । ଓଡ଼ିଶା ଭଳି ବିଭିନ୍ନ ଭାରତୀୟ ରାଜ୍ୟରେ ଏହା ଦଶେରା, ନବରାତ୍ରି, ଦୁର୍ଗା ପୂଜା ନାମରେ ସମାନ ସମୟରେ ପାଳିତ । ଏହା ଆୟୁଧ ପୂଜା ବା ଅସ୍ତ୍ରପୂଜା ନାମରେ ଓଡ଼ିଶାରେ ଆଗରୁ ପାଳିତ ହେଉଥିଲା ଯାହା ପରେ ବଙ୍ଗରୁ ଆରମ୍ଭ ମାଟି ମୂର୍ତ୍ତି ନିର୍ମାଣ କରି ଦୁର୍ଗା ପୂଜା ଅଥବା ଉତ୍ତର ଭାରତରେ ପାଳିତ "ନବରାତ୍ରି" ସହିତ ପାଳିତ ହୋଇଆସୁଛି । ଦଶହରା ଅବସରରେ ଖଣ୍ଡା, ଢାଲ, ଲଙ୍ଗଳ ଲୁହା, କରଣୀ ଆଦି ବିଭିନ୍ନ ପାରମ୍ପାରିକ ଯନ୍ତ୍ର ଓ ଉପକରଣ ଆଦି ଏହି ଦିନ ପୂଜା କରାଯାଇଥାଏ । ଓଡ଼ିଶା ଏକ କୃଷିପ୍ରଧାନ ରାଜ୍ୟ ହୋଇଥିବାରୁ କୃଷିଭିତ୍ତିକ ଉପକରଣ ହଳ-ଲଙ୍ଗଳ, ଐତିହାସିକ ଯୁଦ୍ଧରେ ଅରି ପରାହତ ନିମନ୍ତେ ବ୍ୟବହାର ହୋଇଥିବାରୁ ଖଣ୍ଡା, ଢାଲ ଆଦି ଉପକରଣ ତଥା ନଥିକରଣରେ ମୁଖ୍ୟ ଭୂମିକା ନିଭାଇଥିବାରୁ କରଣୀ ଆଦି ଉପକରଣକୁ ଏହି ଦିନ ପୂଜା କରାଯାଇଥାଏ । ଏହା ଓଡ଼ିଶାର ବିଭିନ୍ନ ଜାତିର ଲୋକଙ୍କ କୌଳିକ ପେଷାର ଉପକରଣମାନଙ୍କ ପ୍ରତି ଅଙ୍ଗୀକାରବଦ୍ଧତାକୁ ଦର୍ଶାଇବା ନିମନ୍ତେ ପାଳିତ ହୋଇଥାଏ ।
ଇଷ୍ଟଇଣ୍ଡିଆ କମ୍ପାନି ଅଧିନରେ କାମ କରୁଥିବା ଭାରତୀୟ ସିପାହୀମାନଙ୍କଦ୍ୱାରା ୧୮୫୭ ମସିହାରେ ହୋଇଥିବା ଏହି ବିଦ୍ରୋହକୁ ଭାରତର ସ୍ୱାଧୀନତା ସଂଗ୍ରାମର ପ୍ରଥମ ଆନ୍ଦୋଳନ ବୋଲି କୁହାଯାଇଥାଏ । ବନ୍ଧୁକରେ ବ୍ୟବହୃତ ଗୁଳି ଉପରେ ଗାଇ ଓ ଘୁଷୁରୀ ଚର୍ବିର ବ୍ୟବହାରକୁ ନେଇ କ୍ଷୁବ୍ଧ ହୋଇଥିବା ଭାରତୀୟ ସିପାହୀମାନେ ଏହି ବିଦ୍ରୋହ କରିଥିଲେ । ବନ୍ଧୁକରେ ଗୁଳି ପୁରାଇବା ପୂର୍ବରୁ ସିପାହୀମାନଙ୍କୁ ଉପର ଆବରଣକୁ ଦାନ୍ତରେ ଛିଣ୍ଡାଇବାକୁ ପଡୁଥିଲା, ଏହା ଉଭୟ ହିନ୍ଦୁ ଓ ମୁସଲମାନ ସିପାହୀଙ୍କ ଧାର୍ମିକ ଭାବନାକୁ ପରିପନ୍ଥି ଥିବାରୁ ସେମାନେ ଏହାର ଦୃଢ଼ବିରୋଧ କରୁଥିବାରୁ ପ୍ରଭାବି
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ୱତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ୱାରା କମ୍ପ୍ୟୁଟର ସହ ଜଡ଼ିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀମାନେ କମ୍ପ୍ୟୁଟର ସହିତ ଜଡ଼ିତ ଥିବା ତତ୍ତ୍ୱ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ଭାରତର ସ୍ୱାଧୀନତା ସଂଗ୍ରାମ ଅନ୍ୟତମ ପ୍ରମୁଖ ଘଟଣା "ଲବଣ ସତ୍ୟାଗ୍ରହ " ୧୯୩୦ ମସିହା ମାର୍ଚ୍ଚ ୧୨ ତାରିଖରେ ଗୁଜରାଟ ରାଜ୍ୟର ସମୁଦ୍ର ତଟବର୍ତ୍ତୀ ଗ୍ରାମ ଦାଣ୍ଡୀକୁ ପଦଯାତ୍ରା ସହ ଆରମ୍ଭ ହେଇଥିଲା | ଏହା ପରାଧୀନ ଭାରତରେ ବ୍ରିଟିଶ୍ ସରକାରଙ୍କ ଲବଣ ବ୍ୟବସାୟରେ ଏକଚାଟିଆ ଆଧିପତ୍ୟ ଓ ଲବଣ ଉପରେ ଅତ୍ୟଧିକ ଟିକସ ବିପକ୍ଷରେ ଏକ ଶକ୍ତିଶାଳୀ ଅହିଂସାପୂର୍ଣ ଆନ୍ଦୋଳନ ଥିଲା |ମୋହନଦାସ କରମଚାନ୍ଦ ଗାନ୍ଧୀ (ମହାତ୍ମା ଗାନ୍ଧୀ) ଏହି ଆନ୍ଦୋଳନର ଆରମ୍ଭ କରି ମାର୍ଚ୍ଚ୧୨ ତାରିଖ ସକାଳ ୬:୩୦ରେ ୭୮ ଜଣ ଅନୁଗାମୀଙ୍କ ସହ ପ୍ରାୟ ୨୪୧ ମାଇଲ୍ (୩୯୦ କି.ମି.) ଦୂରରେ ଅବସ୍ଥିତ ଦାଣ୍ଡୀକୁ ଯାତ୍ରା ଆରମ୍ଭ କରିଥିଲେ | ୨୪ ଦିନ ଧରି ଚାଲିଥିବା ଏହି ପଦଯାତ୍ରାରେ କ୍ରମେ ସହସ୍ରାଧିକ ଦେଶବାସୀ ଗାନ୍ଧିଜୀଙ୍କ ସହ ଯୋଗ ଦେଇଥିଲେ |
ଓଡ଼ିଶୀ ଭାରତରେ ପ୍ରଚଳିତ ଓ ଓଡ଼ିଶାରୁ ଆରମ୍ଭ ହୋଇଥିବା ଏକ ଶାସ୍ତ୍ରୀୟ ନୃତ୍ୟ ଓ ସଙ୍ଗୀତ ପରମ୍ପରା । ଏଥିରେ ଅନ୍ତର୍ଭୁକ୍ତ ଓଡ଼ିଶୀ ନୃତ୍ୟକୁ ଭାରତ ସରକାର ଶାସ୍ତ୍ରୀୟ ନୃତ୍ୟ ଓ ଓଡ଼ିଶୀ ସଙ୍ଗୀତକୁ ଓଡ଼ିଶା ସରକାର ଶାସ୍ତ୍ରୀୟ ସଙ୍ଗୀତ ତାଲିକାଭୁକ୍ତ କରିଛନ୍ତି । ଓଡ଼ିଶା ତତ୍କାଳୀନ କଳିଙ୍ଗର ଅଂଶ ଥିଲା ଓ ଖାରବେଳଙ୍କ ସମୟରେ ଖୋଦିତ ରାଣୀଗୁମ୍ଫା, ସ୍ୱର୍ଗପୁରୀ ଓ ମଞ୍ଚପୁରୀ ଗୁମ୍ଫାର ଗାତ୍ରରେ ଦେଖିବାକୁ ମିଳୁଥିବା ନର୍ତ୍ତକୀମାନଙ୍କର ପ୍ରତିମା ତଥା ହାତୀଗୁମ୍ଫା ଅଭିଲେଖରେ ବର୍ଣ୍ଣିତ ନୃତ୍ୟ ବର୍ତ୍ତମାନର ଓଡ଼ିଶୀ ନୃତ୍ୟର ସହ ସମ୍ବନ୍ଧ ଦର୍ଶାଇଥାଏ । ପ୍ରଥମ ଖ୍ରୀଷ୍ଟପୂର୍ବ କାଳରେ ଆଧୁନିକ ଭୁବନେଶ୍ୱରସ୍ଥିତ ଖଣ୍ଡଗିରି ଓ ଉଦୟଗିରିଠାରେ ଓଡ଼ିଶୀ ଏକ ଉନ୍ନତ ନୃତ୍ୟକଳାରେ ପରିଣତ ହୋଇସାରିଥିଲା । ଭରତ ତାଙ୍କ ରଚିତ ନାଟ୍ୟ ଶାସ୍ତ୍ରରେ କଳିଙ୍ଗ ନୃତ୍ୟ ଶୈଳୀରେ ଓଡ଼ିଶୀ ନୃତ୍ୟ ବାବଦରେ ବର୍ଣ୍ଣନା କରି ଏହାର ନାମ ଓଡ୍ର-ମାଗଧି ବୋଲି ଉଲ୍ଲେଖ କରିଥିଲେ । ଭୁବନେଶ୍ୱରର ପର୍ଶୁରାମେଶ୍ୱର ମନ୍ଦିର, ବୈତାଳ ମନ୍ଦିର, ଶିଶିରେଶ୍ୱର ମନ୍ଦିର, ମାର୍କଣ୍ଡେଶ୍ୱର ମନ୍ଦିର, ମୁକ୍ତେଶ୍ୱର ମନ୍ଦିର, ରାଜରାଣୀ ମନ୍ଦିର, ଲିଙ୍ଗରାଜ ମନ୍ଦିର, ମେଘେଶ୍ୱର ମନ୍ଦିର, ପୁରୀର ଜଗନ୍ନାଥ ମନ୍ଦିର ଏବଂ କୋଣାର୍କର ସୂର୍ଯ୍ୟମନ୍ଦିରର ବର୍ହିଭାଗରେ ଖୋଦିତ ନର୍ତ୍ତକୀ ଓ ନାୟିକାମାନଙ୍କର ଅଙ୍ଗଭଙ୍ଗୀ ଓ ମୁଦ୍ରାରୁ ଓଡ଼ିଶୀ ନୃତ୍ୟର ପରମ୍ପରା ସମୃଦ୍ଧ ହୋଇଥିବା ଜଣାଯାଏ । ପରବର୍ତ୍ତୀ କାଳରେ ଏହି ନୃତ୍ୟ ଦେବଦାସୀ ନୃତ୍ୟ (ମାହାରୀ) ଓ ଗୋଟିପୁଅ ଆଦି ନୃତ୍ୟ ପରମ୍ପରାଦ୍ୱାରା ପରିବେଷିତ ହୋଇଆସୁଛି । ଭାରତ ସ୍ୱାଧୀନ ହେବା ପରେ ଏହି ନୃତ୍ୟ ପରମ୍ପରାର ପୁନରୁଦ୍ଧାର କରାଯାଇ ଓଡ଼ିଶୀ ନାମରେ ନାମକରଣ କରାଗଲା ଓ ୧୯୬୪ ମସିହାରେ ଓଡ଼ିଶୀ ଶାସ୍ତ୍ରୀୟ ନୃତ୍ୟ ମାନ୍ୟତା ପାଇଲା । ଏହି ପଦଃକ୍ଷେପ ପଛରେ ମୁଖ୍ୟତଃ ନୃତ୍ୟଗୁରୁ କାଳୀଚରଣ ପଟ୍ଟନାୟକ, ପଙ୍କଜ ଚରଣ ଦାସ, ଦେବ ପ୍ରସାଦ ଦାସ ଓ କେଳୁଚରଣ ମହାପାତ୍ରଙ୍କ ଭୂମିକା ଅନ୍ୟତମ । ଏହି ନୃତ୍ୟରେ ପଖଉଜ, ବେହେଲା, ଗିନି, ଝାଞ୍ଜ ଓ ବଂଶୀ ଆଦି ବାଦ୍ୟଯନ୍ତ୍ର ବ୍ୟବହାର କରାଯାଏ ।
ଗୋଲୋକ ବିହାରୀ ଧଳ (୧୫ ଡିସେମ୍ବର ୧୯୨୧- ୨୪ ଜୁନ ୧୯୭୪) ଓଡ଼ିଆ ପ୍ରବନ୍ଧ ସାହିତ୍ୟରେ ଜଣେ ଭାଷାତତ୍ତ୍ୱବିତ, ପ୍ରଫେସର, ଧ୍ୱନି ତତ୍ତ୍ୱବିତ୍, ଅନୁବାଦକ, ପ୍ରାବନ୍ଧିକ ଓ ଭ୍ରମଣ କାହାଣୀ ଲେଖକ ଥିଲେ । ଜଣେ ପ୍ରାବନ୍ଧିକ ଭାବେ ସେ ବିଭିନ୍ନ ଗଠନମୂଳକ ମୂକ୍ୟବୋଧ ତଥା ଓଡ଼ିଶାର ସମାଜ, ଶିକ୍ଷା, ସଂସ୍କୃତି ଓ ପରମ୍ପରା ଉପରେ ପ୍ରବନ୍ଧମାନ ରଚନା କରୁଥିଲେ । ଭାରତର ଜାତୀୟ ଜୀବନର ତ୍ରୁଟିବିଚ୍ୟୁତି ଉପରେ ତାଙ୍କର କିଛି ପ୍ରବନ୍ଧ ରଚିତ । ତାଙ୍କ ପ୍ରବନ୍ଧମାନ ସରଳ, ସଂକ୍ଷିପ୍ତ ଓ ଇଙ୍ଗିତଧର୍ମୀ ।