ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ପାଲି ଭାଷା ଓଡ଼ିଆ ଭାଷା ଆଗରୁ ଥିବା ଗୋଟିଏ ପୁରୁଣା ଭାଷା । ଏହି ଭାଷାରୁ ଓଡ଼ିଆ, ବଙ୍ଗଳା, ଅସମୀୟା ଓ ଆହୁରି ଢେରେ ଭାରତୀୟ ଭାଷା, ନେପାଳୀ ଭାଷା, ଦକ୍ଷିଣ ଏସିଆର ଅନେକ ଭାଷା (ବାଲିନିଜ୍ ଆଦି Balenese ଭାଷାମାନେ ତିଆରି ହୋଇଛନ୍ତି । ଏହି ଭାଷାରେ 'ଶ'/'ଷ' ବଦଳରେ କେବଳ 'ସ' ବ୍ୟବହାର କରାଯାଏ । ଅନାନ୍ୟ ଭାଷା ଭଳି ଏହି ଭାଷାରେ ଯୁକ୍ତାକ୍ଷର (ଯୁକ୍ତାକ୍ଷର/ Conjunctant) ନାହିଁ । ସେ କାଳରେ ବ୍ରାହ୍ମୀ (ବ୍ରାହ୍ମୀ/ Brahmi) ଲିପିରେ ଲେଖାଯାଉଥିଲା ଏ ଭାଷା ।
ଟ୍ରାନେକ୍ସାମିକ ଏସିଡ (ଇଂରାଜୀ ଭାଷାରେ Tranexamic acid ବା TXA) ଏକ ଔଷଧ ଯାହା ରକ୍ତସ୍ରାବର (blood loss) ଚିକିତ୍ସା ଓ ପ୍ରତିଷେଧ ଭାବରେ ବିଭିନ୍ନ ଅବସ୍ଥା ଯେପରିକି ବଡ଼ ଆଘାତ (major trauma), ଅପରେଶନ, ଦାନ୍ତ ବାହାର କରିବା (tooth removal) ସମୟରେ, ନାକରୁ ରକ୍ତସ୍ରାବ ଓ ମେନୋରେଜିଆ (heavy menstruation) ବା ଅତ୍ୟଧିକ ପରିମାଣର ଊତୁସ୍ରାବ ଇତ୍ୟାଦି ହେଲେ ଦିଆଯାଏ । ଆଉ ମଧ୍ୟ ଏହା ହେରେଡିଟାରି ଅଞ୍ଜିଓଇଡିମା (hereditary angioedema) ରୋଗରେ ଦିଆଯାଏ । ଏହି ଔଷଧ ପାଟିରେ ବା ଶିରାଭ୍ୟନ୍ତରରେ (injection into a vein) ଦିଆଯାଏ ।ଏହି ଔଷଧର କ୍ୱଚିତ କୌଣସି ପ୍ରତିକ୍ରିୟା ଦେଖାଯାଏ । ଅଳ୍ପ କେତେକ କ୍ଷେତ୍ରରେ ବର୍ଣ୍ଣ ଦୃଷ୍ଟି (color vision) ପରିବର୍ତ୍ତନ, ରକ୍ତ ଜମାଟ (blood clots) ଓ ଆଲର୍ଜି ପ୍ରତିକ୍ରିୟା (allergic reaction) ହୋଇପାରେ । ବୃକ୍କ ରୋଗ ଥିଲେ ଏହି ଔଷଧ ଦେବାବେଳେ ସତର୍କ ରହିବାକୁ ସୁପାରିସ କରାଯାଏ । ଗର୍ଭାବସ୍ଥା ଓ ସ୍ତନ୍ୟପାନ ସମୟରେ ଏହା ଦେବା ନିରାପଦ ଜଣାଯାଏ । ଆଣ୍ଟିଫିବ୍ରିନୋଲାଇଟିକ (antifibrinolytic) ଶ୍ରେଣୀର ଟ୍ରାନେକ୍ସାମିକ ଏସିଡ ଏକ ଔଷଧ ।ସନ ୧୯୬୨ରେ ଉଟାକୋ ଓକୋମାଟା (Utako Okamoto) ପ୍ରଥମେ ଟ୍ରାନେକ୍ସାମିକ ଏସିଡ ଆବିଷ୍କାର କରିଥିଲେ । ଏହାର ନାମ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଅତ୍ୟାବଶ୍ୟକୀୟ ଔଷଧ ଚିଠାରେ (World Health Organization's List of Essential Medicines) ଅଛି ଯାହା ମୌଳିକ ସ୍ୱାସ୍ଥ୍ୟ ସିସ୍ଟମ (health system) ନିମନ୍ତେ ଅତି ମହତ୍ତ୍ୱପୂର୍ଣ୍ଣ । ଏହା ଜେନେରିକ ନାମରେ (generic medication) ବିକ୍ରୟ ହୁଏ । ବିକାଶଶୀଳ ଦେଶମାନଙ୍କରେ (developing world) ଏହି ଔଷଧର ଏକ କୋର୍ଷର କ୍ରୟ ମୂଲ୍ୟ ୪.୩୮ରୁ ୪.୮୯ ଆମେରିକୀୟ ଡଲାର । ଯୁକ୍ତରାଷ୍ଟ୍ର ଆମେରିକାରେ ଏହାର ଏକ କୋର୍ଷର ହୋଲସେଲ ମୂଲ୍ୟ ପ୍ରାୟ ୧୦୦ରୁ ୨୦୦ ଆମେରିକୀୟ ଡଲାର ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ – ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଜଗତର ନାଥ ଶ୍ରୀ ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରା ଓ ସୁଦର୍ଶନଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଚନ୍ଦ୍ରଯାନ-୩ (ସଂସ୍କୃତ: चन्द्रयान-3) ହେଉଛି ଭାରତୀୟ ମହାକାଶ ଗବେଷଣା ସଂଗଠନ, ଇସ୍ରୋଦ୍ୱାରା ତୃତୀୟ ଚନ୍ଦ୍ର ଅନୁସନ୍ଧାନ ଅଭିଯାନ । ଏଥିରେ ଚନ୍ଦ୍ରଯାନ-୨ ଭଳି ଲ୍ୟାଣ୍ଡର ଓ ରୋଭର ରହିଥିଲେ ହେଁ ଏଥିରେ ପରିକ୍ରମଣକାରୀ (ଅର୍ବିଟର) ନାହିଁ । ଏହାର ପ୍ରୋପଲ୍ସନ୍ ମଡ୍ୟୁଲ୍ ଏକ ଯୋଗାଯୋଗ ରିଲେ ସାଟେଲାଇଟ୍ ଭଳି ଆଚରଣ କରେ । ମହାକାଶଯାନ ୧୦୦ କିଲୋମିଟର ଚନ୍ଦ୍ର କକ୍ଷପଥରେ ରହିବା ପର୍ଯ୍ୟନ୍ତ ପ୍ରୋପଲସନ ମଡ୍ୟୁଲ ଲ୍ୟାଣ୍ଡର ଏବଂ ରୋଭର ବହନ କରିଥାଏ ।ଚନ୍ଦ୍ରଯାନ-୨ ପରେ ସଫ୍ଟ ଲ୍ୟାଣ୍ଡିଂ ଗାଇଡେନ୍ସ ସଫ୍ଟୱେୟାରରେ ଶେଷ ମୁହୂର୍ତ୍ତରେ ସଫ୍ଟ ଲ୍ୟାଣ୍ଡିଂ ଗାଇଡେନ୍ସ ସଫ୍ଟୱେୟାରରେ ତ୍ରୁଟି ଯୋଗୁଁ ସଫଳ କକ୍ଷପଥ ପ୍ରବେଶ ପରେ ଲ୍ୟାଣ୍ଡରର ସଫ୍ଟ ଲ୍ୟାଣ୍ଡିଂ ପ୍ରୟାସ ବିଫଳ ହେବା ପରେ ଆଉ ଏକ ଚନ୍ଦ୍ର ଅଭିଯାନ ପ୍ରସ୍ତାବ ଦିଆଯାଇଥିଲା। ଏହି ଅଭିଯାନକ୍ରମେ ୨୦୨୪ ମସିହାରେ ଜହ୍ନର ଦକ୍ଷିଣ ମେରୁରେ ରୋଭର (ଚନ୍ଦ୍ର ଉପରେ ବୁଲାବୁଲି କରି ତାହାର ମାଟିର ନମୁନା ସଂଗ୍ରହ କରିବା) ଏବଂ ଏକ ଲ୍ୟାଣ୍ଡର (ଚନ୍ଦ୍ର ଉପରେ ଓଲ୍ହାଇବା) ପଠାଯାଇ ନିରୀକ୍ଷଣ କରାଯିବ ।ଏହି ଅଭିଯାନଟି ନୂତନ ଭୂମି ଅନୁଧ୍ୟାନ ସହିତ ଜଡ଼ିତ କଳାକୌଶଳ ଯଥା ଯାନ ପରିବହନ ଏବଂ କିଛି ଶହ କିଲୋଗ୍ରାମ ଓଜନର ଆସବାବପତ୍ର ସହିତ ମେରୁ ସ୍ଥାନରେ କିପରି ଦୀର୍ଘସ୍ଥାୟୀ ରାତ୍ରଯାପନ ହୋଇପାରିବ ତାହା ଉପରେ ଅଧିକ ଅନୁଧ୍ୟାନ କରିବ । ସମ୍ଭାବିତ ପାଣିର ଖୋଜା, ନମୁନା ସଂଗ୍ରହ ଏବଂ ତଦନ୍ତ ମୁଖ୍ୟତଃ ଏହି ଅଭିଯାନର ଲକ୍ଷ୍ୟ ହୋଇପାରେ । ଅନ୍ୟାନ୍ୟ ଅନ୍ତରୀକ୍ଷ ସଂସ୍ଥାଗୁଡ଼ିକରୁ ପେଲୋଡ ବା ଆସବାବପତ୍ର ନେବାକୁ ପ୍ରସ୍ତାବ ଦିଆଯିବ ।୧୪ ଜୁଲାଇ ୨୦୨୩ ତାରିଖରେ ଚନ୍ଦ୍ରଯାନ-୩କୁ ସଫଳତାର ସହିତ ଏଲଭିଏମ୩ ଏମ୪ ରକେଟଦ୍ୱାରା କକ୍ଷପଥରେ ସ୍ଥାପନ କରାଯାଇଥିଲା । ଲ୍ୟାଣ୍ଡର ଓ ରୋଭର ୨୩ ଅଗଷ୍ଟ ୨୦୨୩ରେ ଚନ୍ଦ୍ରର ଦକ୍ଷିଣ ମେରୁ ଅଞ୍ଚଳ ନିକଟରେ ଅବତରଣ କରିଥିଲେ। ୨୩ ଅଗଷ୍ଟ ୨୦୨୩, ଭାରତୀୟ ସମୟ ଅନୁଯାୟୀ ଅପରାହ୍ନ ପ୍ରାୟ ୫ଟା ୪୫ ମିନିଟରେ ଏହି ଅବତରଣ ଘଟିଥିଲା ଏବଂ ସେହି ଦିନ ସନ୍ଧ୍ୟା ପ୍ରାୟ ୬.୦୨ ମିନିଟରେ ଚନ୍ଦ୍ରପୃଷ୍ଠକୁ ସ୍ପର୍ଶ କରିଥିଲା, ଯାହା ଚନ୍ଦ୍ରର ଦକ୍ଷିଣ ମେରୁ ଅଞ୍ଚଳରେ ସଫଳତାର ସହ ମହାକାଶଯାନ ଅବତରଣ କରିବାରେ ପ୍ରଥମ ଦେଶ ଏବଂ ଚନ୍ଦ୍ରରେ ଧୀର ଅବତରଣ (soft landing) କରିଥିବା ଚତୁର୍ଥ ଦେଶ ଥିଲା।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ । ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ସେଥିରୁ ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରାଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଦୂତୀ ବାହନ ଓଷା (ଦୁତିଆ ଓଷା, ଦୂତୀଆ ଓଷା, ପୁଅ ଜିଉଁତିଆ ଓଷା, ଦୁତିବାମନ ଓଷା ବା ଜୀମୂତବାହନ ଉପବାସ ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ ଓଷା । ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଏହା ଭିନ୍ନ ଭିନ୍ନ ନାମରେ ଜଣାଶୁଣା । ଓଡ଼ିଶାର ପଶ୍ଚିମାଞ୍ଚଳରେ ଏହା "ପୁଅ ଜିଉଁତିଆ" ନାମରେ ଏକ ମୁଖ୍ୟ ଓଷା ଭାବେ ପାଳିତ ହେଉଥିବା ବେଳେ ବାକି କେତେକ ସ୍ଥାନରେ "ଦୁତିଆ/ଦୂତୀଆ" ବା "ଦୂତୀ ବାହନ ଓଷା" ନାମରେ ପାଳିତ । ଜନନୀମାନେ ପୁଅର ଦୀର୍ଘ ଜୀବନ କାମନା କରି ଏବଂ ବିବାହିତା ନାରୀ, ବନ୍ଧ୍ୟା ଓ ପୁତ୍ରହରା ନାରୀମାନେ ପୁତ୍ରଲାଭ କରିବା ଆଶାରେ ଏହି ନିର୍ଜଳା ଉପବାସ କରି ଓଷା ପାଳନ କରିଥାନ୍ତି । ଏହା ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ପାଳିତ ହୋଇଥାଏ । ଏହି ଦିନ ମା'ମାନେ ସାରାଦିନ ଜଳସ୍ପର୍ଶ ନ କରି ଉପବାସ କରିଥାନ୍ତି । କେତେକ ସ୍ଥାନରେ ଭାଇମାନଙ୍କର ଶୁଭମନାସୀ ଭଉଣୀମାନେ ଏ ପ୍ରକାର ଓଷା କରୁଥିବାର ଦୃଷ୍ଟାନ୍ତ ରହିଛି ।
ଶନି ସୌରଜଗତର ଏକ ଅଂଶବିଶେଷ । ସୂର୍ଯ୍ୟଠାରୁ ଏହା ଷଷ୍ଠ ଗ୍ରହ । ବୃହସ୍ପତି ପରେ ଏହା ଦ୍ୱିତୀୟ ବୃହତ୍ତମ ଗ୍ରହ । ଏହାର ବ୍ୟାସାର୍ଦ୍ଧ ପୃଥିବୀର ୯ ଗୁଣ ଓ ଏହାର ଘନତ୍ୱ ପୃଥିବୀ ଘନତ୍ୱର ଆଠ ଭାଗରୁ ଭାଗେ , ତେଣୁ ଶନି ପୃଥିବୀଠାରୁ ପଞ୍ଚାନବେ ଗୁଣ ବଡ଼ ।ଶନିର ଅଭ୍ୟନ୍ତର ଲୁହା-ନିକେଲ ଓ ସିଲିକନ ଅମ୍ଳଜାନର ପଥରରେ ଗଠିତ ହେବାର ସମ୍ଭାବନା ଅଧିକ । ସେହିପରି ଆନ୍ତରିକଭାଗ ଧାତବ ଉଦଜାନରେ ଗଠିତ । ଏହି ଧାତବ ଉଦଜାନରେ ଗଠିତ ଆନ୍ତରିକ ଭାଗରେ ବହୁଥିବା ବିଦ୍ୟୁତ ଏକ ଦୁର୍ବଳ ଚୁମ୍ବକୀୟ କ୍ଷେତ୍ର ରଚନା କରିଥାଏ। ଆନ୍ତରିକ ଓ ବାହ୍ୟ ଭାଗର ମଧ୍ୟବର୍ତ୍ତୀ ଭାଗ ତରଳ ଉଦ୍ଜାନ ଓ ତରଳ ହିଲିଅମରେ ଗଠିତ । ଶନିର ବାୟୁମଣ୍ଡଳ ସାମାନ୍ୟ ହଳଦିଆ ରଙ୍ଗ ଭଳି ପ୍ରତୀତ ହୁଏ ।ଏହି ହଳଦିଆ ରଙ୍ଗର କାରଣ ବାୟୁମଣ୍ଡଳରେ ଏମୋନିଆ ସ୍ଫଟିକ ହୋଇପାରେ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭାଦ୍ୱାରା ନିର୍ମିତ) । ଏହା ଲୋକଙ୍କଦ୍ୱାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି।
ପ୍ରାଣବନ୍ଧୁ କର (୧ ଡିସେମ୍ବର ୧୯୧୪ - ୩୦ ମାର୍ଚ୍ଚ ୧୯୯୮) ଜଣେ ଅଧ୍ୟାପକ, ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ତାଙ୍କ ରଚିତ କେତେକ ଜଣାଶୁଣା ରଚନା ମଧ୍ୟରେ ଅଶାନ୍ତ, ଶ୍ୱେତପଦ୍ମା ଆଦି ନାଟକ, ଦୂରପାହାଡ଼ ଓ ପେଟୁ ଏକାଙ୍କିକା, ଷଣ୍ଢ ଲଢେଇ ଓ ସୁଅ ମୁହଁରେ ପଥର ଆଦି ଗଳ୍ପ ଅନ୍ୟତମ । କର କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ମାଟିର ମଣିଷ, ଫକୀରମୋହନଙ୍କ ମାମୁ, ପ୍ରାୟଶ୍ଚିତ, ଛ ମାଣ ଆଠ ଗୁଣ୍ଠ, ହରେକୃଷ୍ଣ ମହତାବଙ୍କ ଟାଉଟର ଓ ଫତୁରାନନ୍ଦଙ୍କ ନାକଟା ଚିତ୍ରକରର ନାଟ୍ୟରୂପ ଦେଇଥିଲେ । ତାଙ୍କର ଅଶାନ୍ତ ନାଟକ ନିମନ୍ତେ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ସ୍ନାୟୁ ସଂହାର ନାଟକ ନିମନ୍ତେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।
ଗୋପାଳ ଛୋଟରାୟ (୨୦ ଅପ୍ରେଲ ୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ସମ୍ମାନିତ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।
ନଈ ସେପାରୀ କନକ ଗୋରୀ, ୨୦୧୩ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଅଜୟ ମହାନ୍ତି । ଅନନ୍ୟା ଚଳଚ୍ଚିତ୍ର ପ୍ରଯୋଜନା ସଂସ୍ଥା ଅଧିନରେ ଏହି ଚଳଚ୍ଚିତ୍ରଟିର ନିର୍ମାଣ କରାଯାଇଥିଲା । ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ ଅଜୟ ମହାନ୍ତି ଏବଂ ସଂଳାପ ରଚନା କରିଥିଲେ ଦେବ ପ୍ରସାଦ ଦାସ । ପଙ୍କଜ ପାଢ଼ୀ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ମହାଳୟା (ଇଂରାଜୀ: Mahalaya, ମହାଳୟା ଅମାବାସ୍ୟା ନାମରେ ମଧ୍ୟ ଜଣା) ଭାରତର ରାଜ୍ୟ ଓଡ଼ିିିଶାର ଏକ ଧର୍ମଭିତ୍ତିକ ପର୍ବ । ଏହା ହିନ୍ଦୁମାନଙ୍କଦ୍ୱାରା ପିତୃପୁରୁଷଙ୍କ ସନ୍ତୁଷ୍ଟି ପାଇଁ ଏକ ଶ୍ରାଦ୍ଧ କର୍ମ । ମହାଳୟା ଅମାବାସ୍ୟାରେ ଅନୁଷ୍ଠିତ ଶ୍ରାଦ୍ଧକୁ '''ମହାଳୟା ଶ୍ରାଦ୍ଧ''', '''ସାମ୍ବତ୍ସରିକ ଶ୍ରାଦ୍ଧ''' ବା '''ପାର୍ବଣ ଶ୍ରାଦ୍ଧ''' ବା '''ମଉଳା ଶ୍ରାଦ୍ଧ''' କୁହାଯାଏ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ଜ୍ଞାନପୀଠ ପୁରସ୍କାର ଭାରତୀୟ ଜ୍ଞାନପୀଠ ସଂସ୍ଥାଦ୍ୱାରା ଦିଆଯାଉଥିବା ଭାରତର ସର୍ବୋଚ୍ଚ ସାହିତ୍ୟ ପୁରସ୍କାର ।ସାହିତ୍ୟ ଅକାଦେମୀ ଫେଲୋସିପ ସହିତ ଏହା ଦେଶର ଦୁଇ ସର୍ବୋଚ୍ଚ ସାହିତ୍ୟ ପୁରସ୍କାର । ଏହା ୧୯୬୧ ମସିହାରେ ଆରମ୍ଭ ହୋଇଥିଲା । ଏହାର ଅନୁମୋଦିତ ଯୋଗ୍ୟତା ଅନୁସାରେ କେବଳ ୨୨ ଗୋଟି ସମ୍ବିଧାନ-ସ୍ୱୀକୃତ ଭାଷାରେ ଲେଖୁଥିବା ଭାରତୀୟ ନାଗରିକଗଣ ଏହି ପୁରସ୍କାର ପାଇପାରିବେ । ଟାଇମ୍ସ ଅଫ ଇଣ୍ଡିଆ ଖବରକାଗଜର ପ୍ରକାଶକ ସାହୁ ଜୈନ ପରିବାରଙ୍କଦ୍ୱାରା ପ୍ରତିଷ୍ଠିତ ଏହି ପୁରସ୍କାର ଭାରତୀୟ ଜ୍ଞାନପୀଠ ସଂସ୍ଥାଦ୍ୱାରା ଦିଆଯାଇଥାଏ ।
ନୂଆଖାଇ (ନୂଆଁଖାଇ ବା ନବାନ୍ନ ଭାବେ ମଧ୍ୟ ଜଣା) ଓଡ଼ିଶାର ପଶ୍ଚିମାଞ୍ଚଳର ଏକ ପାରମ୍ପରିକ ପର୍ବ । ନୂଆଖାଇ ଧାନ ଅମଳର ଖୁସିର ପାଳନ କରିବା ନିମନ୍ତେ କରାଯାଇଥାଏ । ପାଞ୍ଜି ଅନୁସାରେ ଏହା ଭାଦ୍ରବ ମାସର ଶୁକ୍ଳ ପଞ୍ଚମୀ ତିଥିରେ (ଗଣେଶ ଚତୁର୍ଥୀର ପରଦିନ) ପାଳିତ ହୋଇଥାଏ । ଏହି ଦିନ ପ୍ରତି ଗ୍ରାମର ପରିବାରମାନେ ନିଜ ନିଜ ଘରେ ଅକାଣ୍ଡିଆ ଚାଉଳର କ୍ଷୀରି ରାନ୍ଧିବା ସହ ଯୁଗ୍ମ ପରିବାରରେ ତଥା ସମଗ୍ର ଗ୍ରାମରେ ସାମୁହିକ ଭାବେ ମଧ୍ୟ ରାନ୍ଧିଥାନ୍ତି । ଏହି କ୍ଷୀରି "ନବାନ୍ନ" ବା "ନବାର୍ଣ୍ଣ" ନାମରେ ଜଣା । ଗ୍ରାମର ଦେହୁରୀ ସେହି ନବାନ୍ନକୁ ପୂର୍ବଜମାନଙ୍କୁ ଅର୍ପଣ କରିଥାନ୍ତି ଆଉ ଭୋଗ ରୂପେ ସମସ୍ତଙ୍କୁ ବାଣ୍ଟିଥାନ୍ତି । ନୂଆଖାଇ ପାଳନ ପରଦିନ "ନୂଆଖାଇ ବାସି" ପାଳନ ହୁଏ ଓ ଏହିଦିନ ବଳକା ନୂଆନ୍ନ, କ୍ଷୀରି-ପିଠା ଖିଆହେବା ସହ ମାଂସ ରନ୍ଧାଯାଇଥାଏ । ବାସି ପରଦିନ "ତିଆସି" ପାଳନ ହୁଏ ଓ ଏହିଦିନ ଗ୍ରାମବାସୀମାନେ ମାଂସ ସମେତ ବିଭିନ୍ନ ଖାଦ୍ୟ ଓ ମଦ ଖିଆପିଆ ଓ ପାରମ୍ପାରିକ ଖେଳ (ଯଥା ଡୁଡୁ, ଖୋଖୋ, ବାଡ଼ି-ଖିଚା, କୁସ୍ତି) ଖେଳି ସମୟ ଅତିବାହିତ କରିଥାନ୍ତି ।
ଗୋଲୋକ ବିହାରୀ ଧଳ (୧୫ ଡିସେମ୍ବର ୧୯୨୧- ୨୪ ଜୁନ ୧୯୭୪) ଓଡ଼ିଆ ପ୍ରବନ୍ଧ ସାହିତ୍ୟରେ ଜଣେ ଭାଷାତତ୍ତ୍ୱବିତ, ପ୍ରଫେସର, ଧ୍ୱନି ତତ୍ତ୍ୱବିତ୍, ଅନୁବାଦକ, ପ୍ରାବନ୍ଧିକ ଓ ଭ୍ରମଣ କାହାଣୀ ଲେଖକ ଥିଲେ । ଜଣେ ପ୍ରାବନ୍ଧିକ ଭାବେ ସେ ବିଭିନ୍ନ ଗଠନମୂଳକ ମୂକ୍ୟବୋଧ ତଥା ଓଡ଼ିଶାର ସମାଜ, ଶିକ୍ଷା, ସଂସ୍କୃତି ଓ ପରମ୍ପରା ଉପରେ ପ୍ରବନ୍ଧମାନ ରଚନା କରୁଥିଲେ । ଭାରତର ଜାତୀୟ ଜୀବନର ତ୍ରୁଟିବିଚ୍ୟୁତି ଉପରେ ତାଙ୍କର କିଛି ପ୍ରବନ୍ଧ ରଚିତ । ତାଙ୍କ ପ୍ରବନ୍ଧମାନ ସରଳ, ସଂକ୍ଷିପ୍ତ ଓ ଇଙ୍ଗିତଧର୍ମୀ ।
ରେବତୀ ହେଉଛି ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ଫକୀରମୋହନଙ୍କ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଛି । ୧୮୯୮ ମସିହାରେ ତାଙ୍କ ରଚିତ 'ରେବତୀ' ବହୁତ ଜନପ୍ରିୟତା ଲାଭ କରିଥିଲା ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଛି ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ସମ୍ବିଧାନର ଧାରା ୩୭୦ ଜାମ୍ମୁ-କାଶ୍ମୀର ରାଜ୍ୟକୁ ଏକ ବିଶେଷ ରାଜ୍ୟର ମାନ୍ୟତା ଦେଇଥିଲା । ସମ୍ବିଧାନର ଭାଗ ୨୧ "ବିଶେଷ ଓ ସମାୟିକ ପ୍ରାବଧାନ" ଅନ୍ତର୍ଭୁକ୍ତ ଧାରା ୩୭୦ଦ୍ୱାରା ଜାମ୍ମୁ କାଶ୍ମୀର ରାଜ୍ୟକୁ ବିଶେଷ ରାଜ୍ୟର କ୍ଷମତା ମିଳିଥିଲା । ଏହା ଯୋଗୁଁ ଜାମ୍ମୁ-କାଶ୍ମୀର ରାଜ୍ୟର ନିଜସ୍ୱ ସମ୍ବିଧାନ ତଥା ଜାତୀୟ ପତାକା ରହିଥିଲା । ଏହି ଧାରା ଜାମ୍ମୁ-କାଶ୍ମୀରର ସମ୍ବିଧାନ ପ୍ରଣୟନ ସଭାକୁ ଭାରତୀୟ ସମ୍ବିଧାନର ଯେ କୌଣସି ପ୍ରାବଧାନ ଜାମ୍ମୁ-କାଶ୍ମୀର ପ୍ରତି ପ୍ରଯୁଜ୍ୟ କରିବା କିମ୍ବା ଧାରା ୩୭୦କୁ ସମ୍ପୂର୍ଣ୍ଣ ଭାବେ ନିଷିଦ୍ଧ କରିବାର କ୍ଷମତା ଦେଇଥିଲା । କିନ୍ତୁ ଜାମ୍ମୁ-କାଶ୍ମୀର ସମ୍ବିଧାନ ପ୍ରଣୟନ ସଭା ଏହି ଧାରାକୁ ନିଷିଦ୍ଧ କରିବା ପୂର୍ବରୁ ହିଁ ଭଙ୍ଗ କରିଦିଆଯାଇଥିଲା । ଫଳରେ ଏହି ଧାରା ଭାରତୀୟ ସମ୍ବିଧାନ ଏକ ସ୍ଥାୟୀ ଅଙ୍ଗ ରୂପେ ଗୃହୀତ ହୋଇଥିଲା । ଏହି ଧାରାକୁ ୨୦୧୯ ଅଗଷ୍ଟ ୫ ତାରିଖରୁ ନିଷିଦ୍ଧ କରିଦିଆଯାଇଛି । ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ଅଗଷ୍ଟ ୫ ଦିନ ଏକ ଆଦେଶନାମା ଜାରୀ କରି ପୂର୍ବତନ ସମସ୍ତ ଆଦେଶକୁ ନାକଚ କରିବା ସହ ଭାରତୀୟ ସମ୍ବିଧାନର ସମସ୍ତ ନିୟମ ଜାମ୍ମୁ-କାଶ୍ମୀର ପ୍ରତି ପ୍ରଯୁଜ୍ୟ ହେବ ବୋଲି ଘୋଷଣା କରିଥିଲେ । ସଂସଦର ଅନୁମୋଦନ ପରେ ସେ ଧାରା ୩୭୦ର ସମସ୍ତ ନିୟମ ଅଚଳ ହେବାର ଘୋଷଣା କରିଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଭାରତ ଓ ପାକିସ୍ଥାନ ମଧ୍ୟରେ କାଶ୍ମୀର ବିବାଦ ୧୯୪୭ ମସିହାରୁ ଆରମ୍ଭ ହୋଇଥିବା ଏକ ଆଭ୍ୟନ୍ତରୀଣ ବିବାଦ । ଧାର୍ମିକ ଆଧାରରେ ଭାରତୀୟ ଉପମହାଦେଶର ବିଭାଜନ ଫଳରେ ଭାରତ ଏବଂ ପାକିସ୍ଥାନ ଗଠନ ହୋଇଥିଲା । ଅବଶ୍ୟ, ଭାରତ ବିଭାଜନର ସିଦ୍ଧାନ୍ତ ଅନୁସାରେ ଦୁଇଟି ନୂତନ ଦେଶ ମଧ୍ୟରେ ରହିଥିବା ୬୫୦ରୁ ଅଧିକ ଗଡଜାତ ରାଜ୍ୟର ଶାସକମାନଙ୍କ ପାଇଁ ସେମାନେ କେଉଁ ଦେଶରେ ଯୋଗ ଦେବେ ତାହା ସେମାନଙ୍କ ଅଧିକାରଭୁକ୍ତ ଥିଲା । ଏପରିକି ସେମାନେ ଚାହିଁଲେ ସ୍ୱାଧୀନ ମଧ୍ୟ ରହିପାରିବେ ଏଭଳି ସର୍ତ୍ତରେ ବ୍ରିଟିଶଦ୍ୱାରା ଭାରତର ବିଭାଜନ କରାଯାଇଥିଲା । ତେବେ ବାସ୍ତବ କ୍ଷେତ୍ରରେ ଲୋକମାନେ ବ୍ରିଟିଶ ଶାସନରୁ ମୁକ୍ତି ପାଇଁ ଏହି ସ୍ୱାଧୀନତା ସଂଗ୍ରାମର ଅନ୍ତିମ ଅଧ୍ୟାୟରେ ଚାହୁଁ ନ ଥିଲେ ଯେ କିଛି ଗଡଜାତ ରାଜା ସେମାନଙ୍କୁ ଶାସନ କରନ୍ତୁ । ଅପର ପକ୍ଷରେ କାଶ୍ମୀରର ଭୌଗୋଳିକ ଅବସ୍ଥାନ ହେତୁ କାଶ୍ମୀର, ଭାରତ କିମ୍ବା ପାକିସ୍ତାନରେ ଯୋଗଦେବାକୁ ବାଛିବା ପାଇଁ ସ୍ୱାଧୀନ ଥିଲା । କାଶ୍ମୀରର ଶାସକ ମହାରାଜା ହରି ସିଂ ହିନ୍ଦୁ ହୋଇଥିବାବେଳେ ତାଙ୍କର ଅଧିକାଂଶ ଅଧିବାସୀ ମୁସଲମାନ ଥିଲେ । କାଶ୍ମୀର କେଉଁ ରାଷ୍ଟ୍ରରେ ଯୋଗଦେବା ଉଚିତ୍ ତାହା ସ୍ଥିର କରିବାରେ ଅସମର୍ଥ ହରି ସିଂ ନିରପେକ୍ଷ ରହିବାକୁ ବାଛିଥିଲେ । କାଶ୍ମୀରର ମହାରାଜା ହରି ସିଂ ପ୍ରଥମେ ଭାବିନେଲେ ଯେ ସେ ତାଙ୍କ ନିଷ୍ପତ୍ତିରେ ବିଳମ୍ବ କରି ସେ କାଶ୍ମୀରର ସ୍ୱାଧୀନତା ବଜାୟ ରଖିପାରିବେ । କିନ୍ତୁ ଏକ ଘଟଣାଚକ୍ରରେ ସେତେବେଳେ ରାଜ୍ୟର ପଶ୍ଚିମ ସୀମାରେ ରହୁଥିବା ମୁସଲମାନ ଅଧିବାସୀମାନଙ୍କ ମଧ୍ୟରେ ଏକ ଅସନ୍ତୋଷ ଭରି ରହିଥିଲା । ଏହାର ସୂଯୋଗ ନେଇ ପାକିସ୍ଥାନ ମୁସଲମାନ ଆଦୀବାସୀଙ୍କଦ୍ୱାରା ଶ୍ରୀନଗର ଉପରେ ଆକ୍ରମଣ କରି କାଶ୍ମୀର ଅଧୀକାର ନିମନ୍ତେ ଷଡଯନ୍ତ୍ର ଆରମ୍ଭ କରିଦେଇଥିଲା । ହରି ସିଂ ସାମରିକ ସହାୟତା ପାଇଁ ଭାରତ ସରକାରଙ୍କୁ ନିବେଦନ କରି ଭାରତକୁ ପଳାଇଥିଲେ । କାଶ୍ମୀରର ସମ୍ଭାବ୍ୟ ପରାଜୟକୁ ଆଖି ଆଗରେ ରଖି କାଶ୍ମୀରର ତତ୍କାଳୀନ ରାଜା ହରି ସିଂହ ଅକ୍ଟୋବର ୧୯୪୭ରେ ଭାରତୀୟ ୟୁନିଅନସହ ଏକ ଚୁକ୍ତି (ଇନଷ୍ଟ୍ରୁମେଣ୍ଟ ଅଫ୍ ଆକ୍ସେସନ୍)ସ୍ୱାକ୍ଷଋ କରିଥିଲେ ଯେଉଁଥିରେ ସେ ଭାରତ ସହ ରହିବା ନିମନ୍ତେ କାଶ୍ମୀରବାସୀଙ୍କ ଇଚ୍ଛା ପ୍ରକଟ କରିଥିଲେ । ରାଜା ହରି ସିଂହଙ୍କଦ୍ୱାରା ଭାରତ ସହ କାଶ୍ମୀରର ମିଶ୍ରଣ ପାଇଁ ଏହି ଚୁକ୍ତିନାମା ୨୬ ଅକ୍ଟୋବର ୧୯୪୭ ଦିନ ସ୍ୱାକ୍ଷରିତ ହୋଇଥିଲା ଏବଂ ୨୭ ଅକ୍ଟୋବର ଦିନ ରାଜ୍ୟପାଳ ଜେନେରାଲ୍ ମାଉଣ୍ଟବ୍ୟାଟେନ୍ ଏହାକୁ ଅନୁମୋଦନ ମଧ୍ୟ କରିସାରିଥିଲେ । ଏହି ଚୁକ୍ତି ସ୍ୱାକ୍ଷଋ ପରେ ଭାରତୀୟ ସୈନ୍ୟ କାଶ୍ମୀରର ମୁକ୍ତି ନିମନ୍ତେ ଅଗ୍ରସର ହେଲେ । ପାକିସ୍ତାନ ମଧ୍ୟ ଏହି ସନ୍ଧି କ୍ଷଣରେ କାଶ୍ମୀର ଅଧୀକାର କରିନେବାକୁ ଯୋଜନା କରି ସୈନ୍ୟ ପ୍ରେରଣ କରିସାରିଥିଲା । ଫଳରେ, ୧୯୪୭-୪୮ ମସିହାରେ ଭାରତ ଏବଂ ପାକିସ୍ତାନୀ ସେନା କାଶ୍ମୀର ଅଧୀକାର ନିମନ୍ତେ ପ୍ରଥମ ଯୁଦ୍ଧ କରିଥିଲେ । ଜାନୁଆରୀ ୧ରେ ଭାରତ ଏହି ବିବାଦକୁ ମିଳିତ ଜାତିସଂଘକୁ ପଠାଇଥିଲା । ଅଗଷ୍ଟ ୧୩, ୧୯୪୮ରେ ହୋଇଥିବା ଏକ ଘୋଷଣାନାମାରେ ଜାତିସଂଘ ପାକିସ୍ତାନକୁ ନିଜର ସୈନ୍ୟ ହଟାଇବାକୁ କହିଲା । ଏହା ପରେ ଭାରତକୁ ମଧ୍ୟ ଏହାର ବହୁ ଅଂଶରୁ ସୈନ୍ୟ ପ୍ରତ୍ୟାହାର କରିବାକୁ ପଡିଥିଲା । ଏହାପରେ ଉଭୟ ଦେଶର ସମ୍ମତି କ୍ରମେ କାଶ୍ମୀରରେ ଏକ ମୁକ୍ତ ଏବଂ ନିରପେକ୍ଷ ଜନମତ ସର୍ଭେ କରାଯାଇ ବହୁମତ କ୍ରମେ କାଶ୍ମୀରବାସୀଙ୍କ ସମ୍ମତି ଆଧାରରେ ପରବର୍ତ୍ତୀ ନିର୍ଣ୍ନୟ ନେବାର ସ୍ଥିର ହେଲା ।ଭାରତ-ମିଶ୍ରଣ ଚିଠିର ବ୍ଲୁ ପ୍ରିଣ୍ଟ ଠିକ୍ ସେହିପରି ଥିଲା ଯେଉଁଥିରେ ଭାରତରେ ଯୋଗ ଦେଇଥିବା ଅନ୍ୟ ଶହ ଶହ ଗଡଜାତ ରାଜ୍ୟ ସେମାନଙ୍କ ରାଜ୍ୟଗୁଡ଼ିକୁ ଭାରତରେ ଅନ୍ତର୍ଭୁକ୍ତ କରିଥିଲେ । ଗଡଜାତ ରାଜ୍ୟ ଗୁଡିକର ମିଶ୍ରଣ ପାଇଁ କୌଣସି ସର୍ତ୍ତ କିମ୍ବା ଚାହିଦା ନ ଥିଲା । ଏହି ଆଇନଗତ ଦସ୍ତାବିଜରେ ଦସ୍ତଖତ ହେବା ମାତ୍ରେ ପାକିସ୍ତାନର ବେଆଇନ ଭାବେ ଅଧିକୃତ ଅଞ୍ଚଳ ସମେତ ସମଗ୍ର ଜାମ୍ମୁ କାଶ୍ମୀର ଭାରତର ଏକ ଅବିଚ୍ଛେଦ୍ୟ ଅଙ୍ଗ ହୋଇଗଲା । ତେବେ ଯେଉଁଭଳି ଭାବେ ପାକିସ୍ଥାନଦ୍ୱାରା କାଶ୍ମୀରର ଅର୍ଦ୍ଧେକ କବଜା କରାଯାଇଥିଲା, ତାହା କାଶ୍ମୀର ସମସ୍ୟା ନାମରେ ଅଦ୍ୟାପି ଉଭୟ ଦେଶପାଇଁ ଏକ ଅସମାହିତ ସମସ୍ୟା ହୋଇ ରହିଛି ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ପୁର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ଏକ ଓଡ଼ିଆ ଶବ୍ଦକୋଷ । ଏହା ସଂକଳନ କରିବାରେ ୩୦ରୁ ଅଧିକ ବର୍ଷ ସମୟ ଲାଗିଥିବା ବେଳେ ଏହା ୧୯୩୧ରୁ ୧୯୪୦ ଭିତରେ ୭ଟି ଖଣ୍ଡରେ ଓ ପ୍ରତି ଖଣ୍ଡ ଆକାରରେ ପାଖାପାଖି ରୟାଲ କ୍ୱାର୍ଟୋ ପୃଷ୍ଠା ଭାବରେ ପ୍ରକାଶିତ ହୋଇଥିଲା । ଏହାର ମୋଟ ପୃଷ୍ଠା ସଂଖ୍ୟା ୯,୫୦୦ ଓ ଏଥିରେ ୧୮୫,୦୦୦ ମୁଖ୍ୟଶବ୍ଦ ରହିଛି । ଏହାର ମୁଖ୍ୟ ସଂକଳକ ଥିଲେ ଗୋପାଳ ଚନ୍ଦ୍ର ପ୍ରହରାଜ ଓ ଉତ୍କଳ ସାହିତ୍ୟ ପ୍ରେସ ଏହାର ପ୍ରକାଶ ଓ ମୁଦ୍ରଣ କରିଥିଲେ । ତାଙ୍କ ସହ ତାଙ୍କର ମୁଖ୍ୟ ସହକର୍ମୀ ପୀତାମ୍ବରୀ ଦେବୀ ଓ ଅନ୍ୟାନ୍ୟ ସହକର୍ମୀମାନେ ଶବ୍ଦ ସଂଗ୍ରହ ଓ ସଂକଳନରେ ସାହାଯ୍ୟ କରିଥିଲେ । ବିଶ୍ୱନାଥ କର ଥିଲେ ଏହାର ପ୍ରକାଶକ । ଏହା ଥିଲା ପ୍ରଥମ ଓଡ଼ିଆ ଶବ୍ଦକୋଷ । ସଂକଳନ ସହ ପ୍ରହରାଜ ସର୍ବସାଧାରଣ ଅନୁଦାନ ସଂଗ୍ରହ ଓ ଛପା ଖର୍ଚ୍ଚ ମଧ୍ୟ ବହନ କରିଥିଲେ । ତତ୍କାଳୀନ ବଙ୍ଗ, ମାନ୍ଦ୍ରାଜ ପ୍ରଦେଶ, ଅନେକ ଓଡ଼ିଆ କଥିତ ଅଞ୍ଚଳର ଶାସକ ଓ ବ୍ରିଟିଶ ସରକାର ଏହି ଗ୍ରନ୍ଥାବଳୀ ପାଇଁ ପୃଷ୍ଠପୋଷକତା ଯୋଗାଇଥିଲେ ।
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ସାପ ଏକ ସରୀସୃପ ଜାତୀୟ ଜୀବ । ସାପ ବିଷଧର ଓ ବିଷହୀନ ମଧ୍ୟ ହୋଇ ପାରନ୍ତି । ବିଶ୍ୱର ସବୁ ସ୍ଥାନରେ ସାପ ଦେଖିବାକୁ ମିଳନ୍ତି ନାହିଁ । କେବଳ କ୍ରାନ୍ତୀୟ ଜଳବାୟୁରେ ବିଶେଷ ପରିମାଣରେ ସାପ ଦେଖିବାକୁ ମିଳିଥାଆନ୍ତି । ସେହିପରି କ୍ରାନ୍ତୀୟ ଅଞ୍ଚଳର ଉଷ୍ମତା ରକ୍ଷା କରୁଥିବା ସ୍ଥାନମାନଙ୍କରେ ବିଶେଷ ପରିମାଣରେ ସର୍ପ ଦେଖିବାକୁ ମିଳିଥା’ନ୍ତି । ଅତ୍ୟନ୍ତ ଥଣ୍ଡା ସ୍ଥାନମାନଙ୍କରେ ବିଶ୍ୱରେ ସାପ ଦେଖିବାକୁ ମିଳନ୍ତି ନାହିଁ । ପୃଥିବୀର ସୁମେରୁ ଅଞ୍ଚଳ ଅର୍ଥାତ୍ ଉତ୍ତର ମେରୁ ଅଞ୍ଚଳ, ନ୍ୟୁଜିଲାଣ୍ଡ ଓ ଏୟାରଲ୍ୟାଣ୍ଡ ପ୍ରଭୃତି ଅଞ୍ଚଳରେ ସାପ ଦେଖିବାକୁ ମିଳନ୍ତି ନାହିଁ ।
ବାଲ୍ୟ ବିବାହ ହେଉଛି ନିର୍ଦ୍ଦିଷ୍ଟ ବୟସ ସୀମା ନ ହେଉଣୁ ଦୁଇ ବ୍ୟକ୍ତିଙ୍କ ମଧ୍ୟରେ ଓୌପଚାରିକ ଅବା ଅଣ ଓୌପଚାରିକ ବିବାହ । ବିଭିନ୍ନ ସଙ୍ଗଠନ ଓ ୟୁନିସେଫଦ୍ୱାରା ନାବାଳକଙ୍କ ବୟସ ସୀମା ୧୮ବର୍ଷ ଧାର୍ଯ୍ୟ କରାଯାଇଛି । ଆଇନଗତ ଭାବେ ବିବାହ ବୟସ ୧୮ ବର୍ଷରୁ କମ୍ ହୋଇଥିଲେ ଏହା ଆଇନର ବିରୁଦ୍ଧ ଅଟେ । ଅଭିଭାବକଙ୍କ ସହମତି ଅବା ଟିନ ଏଜ ଗର୍ଭଧାରଣ କରିବା ଭଳି କ୍ଷେତ୍ରରେ ଅନେକ ଆଇନ ବୟସ ପୁର୍ବରୁ ବିବାହକୁ ସ୍ୱୀକୃତି ଦେଇଥାନ୍ତି । ଯଦିଓ କିଛି ଦେଶରେ ବିବାହର ବୟସ ସୀମା ୧୮ ବର୍ଷ ରହିଛି କିନ୍ତୁ ପାରମ୍ପରିକ ବିଶ୍ୱାସ ଏକ୍ଷେତ୍ରରେ ଆଇନ ଉପରେ ଭାରି ପଡିଥାଏ । ମାତ୍ର ଏକଥାକୁ ଅସ୍ୱୀକାର କରାଯାଇ ନପାରେ ଯେ ବାଲ୍ୟ ବିବାହ ଉଭୟ ପୁଅ ଓ ଝିଅଙ୍କ ଉପରେ କୁପ୍ରଭାବ ପାକାଇଥାଏ, ଏହି କ୍ଷେତ୍ରରେ ବିଶେଷ ଭାବେ ଝିଅମାନେ ଅଧିକ ପ୍ରଭାବିତ ହୋଇଥାନ୍ତି । ବହୁ ଦିନ ଧରି ବହୁ ସ୍ଥାନରେ ବାଲ୍ୟ ବିବାହ ପରମ୍ପରା ଚାଲି ଆସୁଛି । ଜାତିସଙ୍ଘର ବିଭିନ୍ନ ସଂସ୍ଥାର କହିବା କଥା କେବଳ ସମ୍ମନ୍ୱିତ ଯୌନ ଶିକ୍ଷା ଏଭଳି ପରମ୍ପରାକୁ ଦୂର କରିପାରିବ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।
ମାନବ ଇମ୍ମ୍ୟୁନାଭାବ ଭୁତାଣୁ ସଂକ୍ରମଣ ଓ ଅର୍ଜିତ ଇମ୍ମ୍ୟୁନାଭାବ ସିଣ୍ଡ୍ରୋମ (HIV and AIDS) ଏକ ବିସ୍ତୃତ ଶ୍ରେଣୀର ଭୁତାଣୁ ଜନିତ ସଂକ୍ରମଣ ଯାହା ମାନବ ଇମ୍ମ୍ୟୁନାଭାବ ଭୁତାଣୁଦ୍ୱାରା ହୁଏ । ରୋଗ ଆରମ୍ଭ ସମୟରେ ଲକ୍ଷଣ ଜଣାଯାଇ ନ ପାରେ ବା ସାମାନ୍ୟ ଇନ୍ଫ୍ଲୁଏଞ୍ଜା ରୋଗ ଭଳି ଲକ୍ଷଣ ପ୍ରକାଶ ପାଏ । ଏହା ପଶ୍ଚାତ ବହୁତ ଦିନ ଧରି କୌଣସି ଲକ୍ଷଣ ଦେଖାଯାଏ ନାହିଁ । ସମୟକ୍ରମେ ଇମ୍ମ୍ୟୁନିଟି ବିଭାଗକୁ ଦୁର୍ବଳ କରିଦେବା ଫଳରେ ଯକ୍ଷ୍ମା ତଥା ଅନ୍ୟାନ୍ୟ ସଂକ୍ରମଣ ଓ ଅର୍ବୁଦ ଦେଖାଯାଏ ଯାହା ଇମ୍ମ୍ୟୁନିଟି ଥିବା ଲୋକଙ୍କଠାରେ ଦେଖାଯାଏ ନାହିଁ । ବିଳମ୍ବିତ ଲକ୍ଷଣ ବାହାରିଲେ ଏଡସ୍ କୁହାଯାଏ । ଏହି ସମୟରେ ଓଜନ ହ୍ରାସ ହୁଏ ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ବିଗତ ସହସ୍ରାବ୍ଦୀ ଧରି ଭାରତୀୟ ମହିଳାମାନଙ୍କ ପରିସ୍ଥିତିରେ ଅନେକ ଉଲ୍ଲେଖନୀୟ ପରିବର୍ତ୍ତନ ହୋଇଛି । ସେମାନଙ୍କ ଜୀବନଶୈଳୀ, ସ୍ୱାଧୀନତା, ସାମାଜିକ ସ୍ଥିତିରେ ବହୁ ଉତ୍ଥାନ ପତନ ଘଟିଛି । ଅତି ପ୍ରାଚୀନ କାଳରୁ ମଧ୍ୟ ଯୁଗ ମଧ୍ୟରେ ତାଙ୍କର ସ୍ଥିତିରେ କ୍ରମାଗତ ଅବନତି ଘଟିଥିଲା । ସେମାନଙ୍କୁ ଅନେକ ଅଧିକାରରୁ ବଞ୍ଚିତ କରାଯାଉଥିଲା । ଏପରିକି କୁସଂସ୍କାର ବଶତଃ ସେମାନଙ୍କୁ ବିଦ୍ୟାଳୟରେ ପାଠ ପାଇଁ ବାରଣ କରାଯାଉଥିଲା । ତେବେ ଅଷ୍ଟାଦଶ ଶତାବ୍ଦୀର ପରବର୍ତ୍ତୀ କାଳରେ (ବ୍ରିଟିଶ ଶାସନ ସମୟରୁ) ଅନେକ ଉଦାରବାଦୀ ସମାଜ ସଂସ୍କାରକଙ୍କ ପ୍ରଚେଷ୍ଟା ଫଳରେ ସେମାନେ ଅନେକ ଅଧିକାର ପାଇଲେ ଓ ଅନେକ କୁସଂସ୍କାରକୁ କାଳ କ୍ରମେ ଦୂରେଇ ଦିଆଯାଇଥିଲା । ଫଳରେ ଆଧୁନିକ ଭାରତରେ ମହିଳାମାନେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ଲୋକ ସଭାର ବାଚସ୍ପତି, କେନ୍ଦ୍ରମନ୍ତ୍ରୀ, ବିଭିନ୍ନ ରାଜ୍ୟର ମୁଖ୍ୟ ମନ୍ତ୍ରୀ, ରାଜ୍ୟପାଳ, ବିଭିନ୍ନ କମ୍ପାନୀର ପରିଚାଳନା ମୁଖ୍ୟ ତଥା ଅନ୍ୟ ସମସ୍ତ କ୍ଷେତ୍ର, ଯଥା କ୍ରୀଡ଼ା, ଆନ୍ତର୍ଜାତୀୟ କୂଟନୀତି ରେ ଅବସ୍ଥାପିତ ହେଇପାରିଛନ୍ତି । ସ୍ୱାଧୀନ ଭାରତର ସମ୍ବିଧାନରେ ମହିଳାମାନଙ୍କ ଅଧିକାରକୁ ପୁରୁଷମାନଙ୍କ ସହ ସର୍ବବିଧ ଭାବରେ ସମାନ ଭାବରେ ସହ ପ୍ରଦାନ କରାଯାଇଛି । ମହିଳାମାନଙ୍କ ପୂର୍ଣ୍ଣ ସ୍ୱାଧୀନତା ଓ ଅଧିକାରକୁ ସଂରକ୍ଷିତ କରିବା ପାଇଁ ସ୍ୱାଧୀନତା ପରେ ମଧ୍ୟ ଅନେକ ବିଧେୟକ ଭାରତର ପାର୍ଲିଆମେଣ୍ଟରେ ପ୍ରଣିତ ହେଇ ତାହାକୁ ବିଧିବଦ୍ଧ ଭାବରେ ପାଳନ ପ୍ରତି ଦୃଷ୍ଟି ଦିଆ ଯାଇଛି । ଏପରି ଏକ ସମୟ ଥିଲା ଯେ ୨୦୧୧ ମସିହାରେ ଏକା ସମୟରେ ଭାରତର ରାଷ୍ଟ୍ରପତି (ଶ୍ରୀମତୀ ପ୍ରତିଭା ପାଟିଲ), ଲୋକ ସଭାର ବାଚସ୍ପତି (ମୀରା କୁମାର) ଓ ଲୋକ ସଭାର ବିରୋଧୀ ଦଳର ନେତା ପଦବୀରେ ମହିଳାମାନେ ରହିଥିଲେ । ଏହା ସତ୍ତ୍ୱେ ଭାରତରେ ମହିଳାମାନେ ଅନେକ ସମସ୍ଯାରେ ସମ୍ମୁଖୀନ ହେଇଚାଲିଛନ୍ତି । ସେମାନେ କେତେକ ସ୍ଥାନରେ ବଳାତ୍କାର, ଏସିଡ ଫିଙ୍ଗା, ଯୌତୁକ ଜନିତ ହତ୍ୟା, ଜୋର ଜବରଦସ୍ତି କରି ଦେହ ବ୍ୟାପାରରେ ଜଡ଼ିତ କରିବା ପରି ଅତ୍ୟାଚାରର ଶିକାର ହଉଛନ୍ତି । ୨୦୧୨ ମସିହାରେ ଥୋମସନ୍ ରଏଟର ଫାଉଣ୍ଡେସନ ତରଫରୁ କରାଯାଇଥିବା ସର୍ଭେରେ ଜି୨୦ ଅନ୍ତର୍ଗତ ସମସ୍ତ ଦେଶଠାରୁ ଭାରତରେ ମହିଳାଙ୍କ ଉପରେ ଅତ୍ୟାଚାର ସର୍ବାଧିକ ଥିବା ଦର୍ଶାଯାଇଥିଲା । .
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବିମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଡଲାର (ଯାହାକି $ ଚିହ୍ନ ପ୍ରଦର୍ଶିତ ହୁଏ) ଯାହାକି ଅନେକ ଗୁଡ଼ିଏ ଭିନ୍ନ ଭିନ୍ନ ଦେଶର ମୁଦ୍ରାର ନାମ । କେବଳ ନାମଟି ସମାନ ହେଲେ ହେଁ ମୁଦ୍ରା ଗୁଡ଼ିକ ଭିନ୍ନ । ଅଷ୍ଟ୍ରେଲିଆ, ବେଲିଜ୍, ବୃନେଇ, କାନଡ଼ା, ହଂକଂ, ଜାମାଇକା, ନାମିବିଆ, ନ୍ୟୁଜିଲ୍ୟାଣ୍ଡ, ସିଙ୍ଗାପୁର, ସୁରିନାମ, ତାଇୱାନ ଓ ଯୁକ୍ତରାଷ୍ଟ୍ର ଆମେରିକାର ମୁଦ୍ରାର ନାମ ଡଲାର । ଯୁକ୍ତରାଷ୍ଟ୍ର ଆମେରିକୀୟ ଡଲାର ନିମ୍ନୋକ୍ତ ଦେଶମାନଙ୍କ ଆଧିକାରିକ ମୁଦ୍ରା : ପୂର୍ବ ତିମୋର, ଇକୁଆଡ଼ର, ଏଲ ସାଲଭାଡ଼ର, ମାଇକ୍ରୋନେସିଆ ସଙ୍ଘୀୟ ରାଜ୍ୟ, ମାର୍ଶାଲ ଦ୍ୱୀପପୁଞ୍ଜ, ପାଲାଉ, କାରିବିଆନ ନେଦରଲ୍ୟାଣ୍ଡ । ସାଧାରଣତଃ ଗୋଟିଏ ଡଲାର ୧୦୦ ସେଣ୍ଟରେ ବିଭକ୍ତ ।
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ସୂର୍ଯ୍ୟ ଏବଂ ଏହା ଅନ୍ତର୍ଗତ ୮ଟି ଗ୍ରହ, ନକ୍ଷତ୍ର, ଗ୍ରହାଣୁପୁଞ୍ଜ ଇତ୍ୟାଦିଙ୍କୁ ନେଇ ସୌରଜଗତ ଗଠିତ । ୮ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହସ୍ପତି, ଶନି, ୟୁରେନସ୍ ଓ ନେପଚୁନ୍ ସୂର୍ଯ୍ୟକୁ ଅଣ୍ଡାକାର ପଥରେ ପରିକ୍ରମା କରନ୍ତି। ଆଗରୁ ଗ୍ରହ କୁହାଯାଉଥିବା ପ୍ଲୁଟୋକୁ ଏବେ ଗ୍ରହ ମାନ୍ୟତାରୁ ବାହାର କରି ବାମନ ଗ୍ରହ କୁହାଯାଉଛି। ସୂର୍ଯ୍ୟଙ୍କ ନିକଟତମ ୪ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ ଓ ମଙ୍ଗଳ ମୁଖ୍ୟତଃ କଠିନ ହୋଇଥିବା ସ୍ଥଳେ ଦୂରବର୍ତ୍ତୀ ୪ଟି ଗ୍ରହ ଯଥା ବୃହସ୍ପତି, ଶନି, ଦାନବ ଗାସୀୟ ପିଣ୍ଡ ଏବଂ ୟୁରେନସ୍ ଓ ନେପଚୁନ୍ ବରଫ ଗ୍ରହ ଭାବରେ ପରିଚିତ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଭାରତର ସଂସଦ ଭାରତର ପ୍ରଜାତନ୍ତ୍ରର ସର୍ବୋଚ୍ଚ ଲୋକ ପ୍ରତିନିଧି ସଭା ସଂସ୍ଥା । ସଂସଦ ଭାରତର ରାଷ୍ଟ୍ରପତି ଏବଂ ଲୋକ ପ୍ରତିନିଧିମାନଙ୍କଦ୍ୱାରା ଗଠିତ । ଏହା ଦୁଇଟି ଭାଗରେ ବିଭକ୍ତ ହୋଇଛି । ଦ୍ବିପାକ୍ଷିକ ଆଇନ ପରିଷଦ: ରାଜ୍ୟ ସଭା (ରାଜ୍ୟ ପରିଷଦ) ଏବଂ ଲୋକ ସଭା (ଜନ ଗଣ-ପରିଷଦ) । ସଂସଦ ଭବନର ପ୍ରଧାନ ଭୂମିକା ପାଳନକର୍ତ୍ତା ହେଲେ ରାଷ୍ଟ୍ରପତି, ଯାହାଙ୍କର ଉଭୟ ଗୃହ ଉପରେ ପୂର୍ଣ୍ଣ ନିୟନ୍ତ୍ରଣ ଥାଏ ଏବଂ ତାଙ୍କ ଆହ୍ୱାନରେ ଲୋକ ସଭା ଭଙ୍ଗ ହୋଇପାରେ । କିନ୍ତୁ ରାଷ୍ଟ୍ରପତି ନିଜେ ନିଜ ଇଚ୍ଛାରେ ଏହି କ୍ଷମତାର ଉପଯୋଗ କରିପାରିବେ ନାହିଁ, ସେ ପ୍ରଧାନମନ୍ତ୍ରୀ ଏବଂ ତାଙ୍କର କେନ୍ଦ୍ରୀୟ ମନ୍ତ୍ରୀ ମଣ୍ଡଳର ପରାମର୍ଶରେ ଏହି କ୍ଷମତାକୁ ବ୍ୟବହାର କରିପାରିବେ ।