ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ମାସ ଶବ୍ଦ ସଂସ୍କୃତ ମସ (ଚନ୍ଦ୍ର) ଶବ୍ଦରୁ ଉତ୍ପନ୍ନ । ଓଡ଼ିଆ ପଞ୍ଜିକାରେ ୧୨ ମାସ ଥାଏ। ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ଲୋକେ ସୌର ମାସକୁ ମାନନ୍ତି। ଅନ୍ୟ ଆଡ଼େ ଚାନ୍ଦ୍ରମାନ ମାସ ମନା ଯାଏ। ଚାନ୍ଦ୍ରମାନ ମାସର ଅନ୍ତ ପୂର୍ଣ୍ଣିମାରେ ହୁଏ। ସୌର ମାସର ଅନ୍ତ ସଂକ୍ରାନ୍ତି ପୂର୍ବଦିନ ହୁଏ। ସୌର ପାଞ୍ଜି ଅନୁସାରେ ପଣା (ମେଷ) ସଂକ୍ରାନ୍ତି ଓଡ଼ିଆ ନବବର୍ଷ। ଚାନ୍ଦ୍ରମାନ ପାଞ୍ଜି ଅନୁସାରେ ବୈଶାଖ କୃଷ୍ଣ ପ୍ରତିପଦ ଓଡ଼ିଆ ନବବର୍ଷ।
ତାଇୱାନ , ଆନୁଷ୍ଠାନିକ ଭାବରେ ଜଣା ଚୀନ ଗଣରାଜ୍ୟ , ପୂର୍ବ ଏସିଆର ଏକ ଦେଶ । ଏହାର ଉତ୍ତର-ପଶ୍ଚିମ ଦିଗରେ ପିପୁଲ୍ସ ରିପବ୍ଲିକ୍ ଅଫ୍ ଚାଇନା , ଉତ୍ତର-ପୂର୍ବରେ ଜାପାନ ଏବଂ ଦକ୍ଷିଣରେ ଫିଲିପାଇନ୍ସ ଅବସ୍ଥିତ | ତାଇୱାନର ମୁଖ୍ୟ ଦ୍ୱୀପପୁଞ୍ଜର କ୍ଷେତ୍ର ହେଉଛି ୩୫,୮୦୮ ବର୍ଗ କିଲୋମିଟର (୧୩,୮୨୬ ବର୍ଗ ମାଇଲ) ।ଏଥିରୁ ପୂର୍ବରେ ଦୁଇ-ତୃତୀୟାଂଶ ପାର୍ବତ୍ୟାଞ୍ଚଳ ଏବଂ ପଶ୍ଚିମରେ ଏକ ତୃତୀୟାଂଶରେ ସମତଳ ଅଞ୍ଚଳ । ଏହି ପଶ୍ଚିମ ଭାଗରେ ଜନସଂଖ୍ୟା ଅଧିକ ଘନିଭୁତ | ତାଇପେଇ ହେଉଛି ରାଜଧାନୀ ତଥା ତାଇୱାନର ବୃହତ୍ତମ ମହାନଗର କ୍ଷେତ୍ର | ଅନ୍ୟାନ୍ୟ ପ୍ରମୁଖ ସହରଗୁଡ଼ିକରେ ନ୍ୟୁ ତାଇପେଇ, କାଓହସିଙ୍ଗ, ତାଇଚୁଙ୍ଗ, ତାଇନ୍ ଏବଂ ଟାୟୁଆନ୍ ଅନ୍ତର୍ଭୁକ୍ତ | ୨୩.୫୭ ନିୟୁତ ବାସିନ୍ଦା ସହିତ ତାଇୱାନ ଏକ ଘନ ଜନବହୁଳ ଦେଶ।
ସୁଇଜରଲ୍ୟାଣ୍ଡ / ସ୍ୱିଜରଲ୍ୟାଣ୍ଡ ବା ସ୍ୱିସ୍ ସଂଘରାଜ୍ୟ ଇଉରୋପର ଏକ ସଂଘୀୟ ଗଣତାନ୍ତ୍ରିକ ଦେଶ । ସ୍ୱିଜରଲ୍ୟାଣ୍ଡ ଦେଶ ୨୬ଟି ସଂଘରାଜ୍ୟ ବା କ୍ୟାଣ୍ଟନରେ ବିଭକ୍ତ ଓ ବର୍ନ୍ (ଈଂରାଜୀରେ Bern) ଏହି ଦେଶର ରାଜଧାନୀ । ପଶ୍ଚିମ ଇଉରୋପର କେନ୍ଦ୍ରରେ ସ୍ୱିଜରଲ୍ୟାଣ୍ଡ ଅବସ୍ଥିତ । ସ୍ୱିଜରଲ୍ୟାଣ୍ଡକୁ ଦକ୍ଷିଣ ପଟେ ଇଟାଲି, ପଶ୍ଚିମ ପଟେ ଫ୍ରାଂସ୍, ଉତ୍ତର ପଟେ ଜର୍ମାନୀ ଓ ପୂର୍ବପଟେ ଅଷ୍ଟ୍ରିଆ ଏବଂ ଲିଖଟେନଷ୍ଟାଇନ୍ ଘେରି ରହିଛନ୍ତି । ଚାରିପଟୁ ସ୍ଥଳଭାଗଦ୍ୱାରା ପରିବେଷ୍ଟ ଏହି ଦେଶର କ୍ଷେତ୍ରଫଳ ପ୍ରାୟ ୪୧୨୮୫ ବର୍ଗ କିଲୋମିଟର୍ (୧୫୯୪୦ ବର୍ଗ ମାଇଲ୍) । ଭୌଗୋଳିକ ଦୃଷ୍ଟିକୋଣରୁ ଏହାର ଭୂଭାଗ ଆଲ୍ପସ୍ ପର୍ବତଶ୍ରେଣୀ, ସ୍ୱିସ୍ ଉଚ୍ଚ-ସମଭୂମି ଓ ଜୁରା ପର୍ବତାଞ୍ଚଳଦ୍ୱାରା ଶୋଭିତ । ଆଲ୍ପସ୍ ପର୍ବତଶ୍ରେଣୀ ଏହି ଦେଶର ଅଧିକାଂଶ ଭାଗ ଅଧିକାର କରିଥିବା ବେଳେ ଏହାର ଉଚ୍ଚ ସମତଳ ଭୂମିରେ ପ୍ରାୟ ୮୦ ଲକ୍ଷ ସ୍ୱିସ୍ (ଈଂରାଜୀରେ Swiss) ନାଗରିକ ବସବାସ କରିଥାନ୍ତି । ଏହି ଉଚ୍ଚ ସମତଳ ଭୂମିରେ ଅନେକ ପ୍ରମୁଖ ନଗର ଗଢ଼ି ଉଠିଛି । ବିଶ୍ୱ ଅର୍ଥନୀତିର ପ୍ରମୁଖ କେନ୍ଦ୍ର ଭାବେ ପରିଗଣିତ ଜୁରିକ୍ ଓ ଜେନିଭା ତନ୍ମଧ୍ୟରୁ ଅନ୍ୟତମ ।
ହୃଦ୍ଘାତ (ଇଂରାଜୀରେ ମାୟୋକାର୍ଡ଼ିଆଲ ଇନଫାର୍କସନ ବା ଏମ.ଆଇ. ଅଥବା ଆକ୍ୟୁଟ ମାୟୋକାର୍ଡ଼ିଆଲ ଇନଫାର୍କସନ ବା ଏ.ଏମ.ଆଇ., ବା ହାର୍ଟ ଆଟାକ୍ ଯଥାକ୍ରମେ Myocardial infarction (MI) or acute myocardial infarction (AMI), commonly known as a heart attack), ରୋଗ ହୁଏ ଯେତେବେଳେ ହୃତ୍ପିଣ୍ଡର ଗୋଟିଏ ଅଂଶକୁ ରକ୍ତ ସରବରାହ ବନ୍ଦ ହୋଇ ସେହି ସ୍ଥାନର ହୃତ୍ପିଣ୍ଡ ମାଂସପେଶୀ ମରିଯାଆନ୍ତି । ଏହାର ଅତି ସାଧାରଣ ଲକ୍ଷଣ: ଛାତି ଯନ୍ତ୍ରଣା ବା ଛାତି ବେଆରାମ ଯାହା କାନ୍ଧ, ବାହୁ, ପିଠି ଓ ହନୁ ହାଡ଼ ଆଡ଼କୁ ମାଡ଼ିଯାଏ । ଅଧିକାଂଶ ସମୟରେ ଏହି କଷ୍ଟ ଛାତି ମଝିରେ ବା ବାମ ପାଖରେ ହୁଏ ଓ କିଛି ମିନିଟରୁ ଅଧିକ ସମୟ ଧରି ରହେ । ଅନେକ ସମୟରେ ଏହା ଛାତି ଜ୍ୱଳନ ଭଳି ଲାଗେ । ଅନ୍ୟ ଲକ୍ଷଣ ମଧ୍ୟରେ ଛୋଟ ଶ୍ୱାସକ୍ରିୟା, ଓକାଳ, ଅଚେତ ଅନୁଭବ, ଥଣ୍ଡା ଝାଳ ଓ ଥକ୍କା ଲାଗିବା ଭଳି ଲାଗେ । ପ୍ରାୟ ୩୦ % ଲୋକଙ୍କର ଅସ୍ୱାଭାବିକ ଲକ୍ଷଣ ଥାଏ, ପୁରୁଷଙ୍କର ମହିଳାଙ୍କ ଅପେକ୍ଷା ଅଧିକ ଅସ୍ୱାଭାବିକ ଲକ୍ଷଣ ଦେଖାଯାଏ । ୭୫ ବର୍ଷରୁ ଉର୍ଦ୍ଧ୍ୱ ଲୋକଙ୍କ ମଧ୍ୟରୁ ୫ % ଲୋକଙ୍କର ସାମାନ୍ୟ ବା କୌଣସି ଲକ୍ଷଣ ନ ଥାଏ । ହୃଦ୍ଘାତ ଫଳରେ ହୃଦ୍ପାତ (heart failure), ଅନିୟମିତ ହୃତ ସ୍ପନ୍ଦନ ବା ହୃଦ୍ରୋଧ (cardiac arrest) ହୋଇପାରେ । ଅଧିକାଂଶ ହୃଦ୍ଘାତ କରୋନାରୀ ଧମନୀ ରୋଗ ଯୋଗୁ ହୁଏ । ସଙ୍କଟ ଦାୟକ ଅବସ୍ଥା ମଧ୍ୟରେ ଉଚ୍ଚ ରକ୍ତଚାପ, ଧୂମ୍ରପାନ, ଡାଏବେଟିସ ମେଲିଟସ, ବ୍ୟାୟାମ ଅଭାବ, ମୋଟାପଣ, ରକ୍ତରେ ଅଧିକ କୋଲେଷ୍ଟ୍ରଲ୍, ଦରିଦ୍ର ଖାଦ୍ୟ ଓ ଅତ୍ୟଧିକ ମଦ୍ୟପାନ ମୂଖ୍ୟ ଅଟେ । ରକ୍ତନଳୀରେ ଜମିଥିବା ଆଥେରୋସ୍କ୍ଲେରୋଟିକ ପ୍ଲେକ ଭାଙ୍ଗିଯାଇ କରୋନାରୀ ଧମନୀକୁ ସମ୍ପୁର୍ଣ୍ଣ ବନ୍ଦ କରିଦେଲେ ଏହି ରୋଗ ହୁଏ । କ୍ୱଚିତ, କୋକେନ ଖାଇବା ଯୋଗୁ, ମାନସିକ ଚାପ ଯୋଗୁ ଓ ଅତ୍ୟଧିକ ଥଣ୍ଡା ଯୋଗୁ, କରୋନାରି ଧମନୀର ସ୍ପାଜ୍ମ ହୋଇ ଏମ.ଆଇ. ରୋଗ ହୁଏ । ଇସିଜି, ରକ୍ତ ପରୀକ୍ଷା ଓ କରୋନାରୀ ଆଞ୍ଜିଓଗ୍ରାମ ସାହାଯ୍ୟରେ ରୋଗ ନିର୍ଣ୍ଣୟ କରାଯାଏ । ଏସଟି ଉତ୍ଥାନ ଇସିଜି ସାହାଯ୍ୟରେ ଜଣାପଡ଼ିଲେ ଏମ ଆଇ ରୋଗ ନିଶ୍ଚିତ କରାଯାଏ । ସାଧାରଣତଃ ଟ୍ରୋପୋନିନ ଓ ବେଳେ ବେଳେ କ୍ରିଏଟିନ କାଇନେଜ ଏମ.ବି.
ହର୍ପିସ୍ ଜୋସ୍ଟର, (ଅନ୍ୟ ନାମ ସିଙ୍ଗଲସ ବା ଜୋସ୍ଟର ବା ଜୋନା ଯଥାକ୍ରମେ ଇଂରାଜୀ ଭାଷାରେ shingles, also known as zoster, herpes zoster, or zona), ଏକ ଭୁତାଣୁ ରୋଗ ବିଶେଷତା ହେଲା ଏକ ସୀମିତ ଏରିଆରେ ଯନ୍ତ୍ରଣାଦାୟକ ଚର୍ମ ରାସ ବା ଲାଲ ଚକଡ଼ା ଓ ଫୋଟକା ଦେଖାଯାଏ । ଏହି ଚକଡ଼ାଗୁଡ଼ିକ ଦେହର ଯେ କୌଣସି ଗୋଟିଏ ପାଖରେ ବା ମୁହଁରେ ଗୋଟିଏ ଧାଡ଼ିରେ ଦେଖାଯାଏ । ଲାଲ ଚକଡ଼ା ବାହାରିବାର ୨/ ୪ ଦିନ ପୂର୍ବରୁ ଚମରେ ଯନ୍ତ୍ରଣା ହୁଏ ଓ ଝିମ ଝିମ ହୁଏ । ଅନ୍ୟଥା ଏହାର ବହୁତ ଅଳ୍ପ ଲକ୍ଷଣ ଥାଏ । ଏହି ଚକଡ଼ାଗୁଡ଼ିକ ୨ରୁ ୪ ସପ୍ତାହ ମଧ୍ୟରେ ଶୁଖି ଯାଏ; କିନ୍ତୁ କେତେକ ଲୋକଙ୍କର ସ୍ନାୟୁ ଯନ୍ତ୍ରଣା ମାସମାସ ବା ବର୍ଷ ବର୍ଷ ଧରି ଲାଗିରହେ ଯାହାକୁ ପୋଷ୍ଟଥର୍ପେଟିକ ନିଉରାଲଜିଆ କୁହାଯାଏ । ଇମ୍ମ୍ୟୁନିଟି ଅଭାବ ଥିଲେ ରାସ ଖେଳେଇହୋଇ ଚାରିଆଡ଼େ ବାହାରେ ଯାହାକୁ ଡିସସେମିନେଟେଡ ସିଙ୍ଗ୍ଲସ କୁହାଯାଏ । ଆଖିରେ ରାସ ହେଲେ ଦୃଷ୍ଟିଶକ୍ତି ନଷ୍ଟ ହୋଇଯାଏ । ଶରୀରରେ ଭାରିସେଲା ଜୋସ୍ଟର ଭୁତାଣୁ (ଭିଜେଡଭି) ପୁନଃ କ୍ରିୟାଶୀଳ ହେଲେ ହର୍ପିସ୍ ଜୋସ୍ଟର ରୋଗ ହୁଏ । ଏହି ଭୁତାଣୁର ପ୍ରାରମ୍ଭିକ ସଂକ୍ରମଣ ଯୋଗୁ ହାଡ଼ଫୁଟି ରୋଗ ହୁଏ । ଥରେ ହାଡ଼ଫୁଟି ରୋଗ ଭଲ ହୋଇଗଲେ ସ୍ନାୟୁକୋଷରେ ଭୁତାଣୁ ନିଷ୍କ୍ରିୟ (latent) ହୋଇ ରହିଯାଏ । ଏହି ଭୁତାଣୁ ପୁନଃକ୍ରିୟାଶୀଳ ହେବା ନିମନ୍ତେ ଆବଶ୍ୟକ ହେଉଥିବା ସଙ୍କଟାବସ୍ଥାମାନଙ୍କର ନାମ: ବୃଦ୍ଧ ବୟସ, ଇମ୍ମ୍ୟୁନିଟି ଅଭାବ ଓ ୧୮ ମାସ ବୟସ ପୂର୍ବରୁ ହାଡ଼ଫୁଟି ରୋଗଗ୍ରସ୍ତ ହେବା ଇତ୍ୟାଦି । ଶରୀର ମଧ୍ୟରେ ଭୁତାଣୁ କିପରି ରହେ ଓ କିପରି ପୁନଃକ୍ରିୟାଶୀଳ ହୁଏ, ଏ ପ୍ରକ୍ରିୟା ଆଜି ପର୍ଯ୍ୟନ୍ତ ରହସ୍ୟାବୃତ ହୋଇ ରହିଛି । ଫୋଟକାରେ ଥିବା ଭୁତାଣୁ ସଂସ୍ପର୍ଶରେ ଆସିଲେ ପ୍ରଥମେ ହାଡ଼ଫୁଟି ହୁଏ, ହର୍ପିସ୍ ଜୋସ୍ଟର ନୁହେଁ । ଏହାର ସ୍ୱାଭାବିକ ଲକ୍ଷଣ ଓ ଚିହ୍ନ ଦେଖି ରୋଗ ନିର୍ଣ୍ଣୟ କରାଯାଏ । ଭାରିସେଲା ସିମ୍ପ୍ଲେକ୍ସ ଭୁତାଣୁ ଓ ହର୍ପିସ୍ ଜୋସ୍ଟର ଭୁତାଣୁ ଦ୍ୱୟ ଭିନ୍ନ ଭିନ୍ନ ଭୁତାଣୁ ଓ ଭୁତାଣୁ ପରିବାରର ସଦସ୍ୟ । ସିଙ୍ଗଲସ ଟିକା ନେଲେ ୫୦ରୁ ୮୦ ବର୍ଷ ମଧ୍ୟରେ ଥିବା ଲୋକଙ୍କର ଏହି ରୋଗ ହେବା ସଙ୍କଟ ଅଧା କମିଯାଏ । ପୋଷ୍ଟଥର୍ପେଟିକ ନିଉରାଲଜିଆ ରୋଗ ହାର କମିଯାଏ ଓ ପ୍ରକୋପ କମ ହୁଏ । ୮୦ ବର୍ଷ ବୟସ ପରେ ମଧ୍ୟ ଏହା କ୍ରିୟାଶୀଳ ରହେ କିନ୍ତୁ କିଛି କମ ହୁଏ । ଏହି ଟିକା ଭାରିସେଲା ଟିକା ସହ ସମାନ କିନ୍ତୁ ମାତ୍ରା ବା ଡୋଜ କିଛି ଅଧିକ । ସିଙ୍ଗଲସ ରୋଗ ହେଲେ ଏସିକ୍ଲୋଭର ଭଳି ଆଣ୍ଟିଭାଇରାଲ ଔଷଧ ଦେଲେ ରୋଗର ଗମ୍ଭୀରତା ଓ ରୋଗ ଅବଧି କମିଯାଏ କିନ୍ତୁ ଏହା ରାସ ବାହାରିବାର ୭୨ ଘଣ୍ଟା ମଧ୍ୟରେ ଦେବାକୁ ଦରକାର । ପୋଷ୍ଟଥର୍ପେଟିକ ନିଉରାଲଜିଆ ଉପରେ ଆଣ୍ଟିଭାଇରାଲ ବା ସ୍ଟିରଏଡ ଔଷଧର ଉଲ୍ଲେଖନୀୟ ପ୍ରଭାବର ପ୍ରମାଣ ମିଳିନାହିଁ । ତୀବ୍ର ଯନ୍ତ୍ରାଣାରେ ପାରାସେଟାମୋଲ, ଏନଏସଆଇଡି ଓ ଓପିଅଏଡ ଆଦି ଔଷଧ ସାହାଯ୍ୟ କରେ । ସମୁଦାୟ ଲୋକସଂଖ୍ୟାର ଏକ ତୃତୀୟାଂଶ ଜୀବନର କୌଣସି ସମୟରେ ଏହି ରୋଗ ଭୋଗ କରନ୍ତି । ବୟସାଧିକ୍ୟ ଲୋକଙ୍କର ଏ ରୋଗ ସାଧାରଣତଃ ଅଧିକ ହେଲେ ମଧ୍ୟ ପିଲାମାନଙ୍କୁ ମଧ୍ୟ ହୁଏ । ବାର୍ଷିକ ନୂତନ ରୋଗ ହାର ସୁସ୍ଥ ଲୋକମାନଙ୍କର ପ୍ରତି ୧୦୦୦ରେ ୧.୨-୩.୪ ଜଣଙ୍କର ହୁଏ ଓ ୬୫ ବର୍ଷ ବୟସରୁ ଅଧିକ ଲୋକଙ୍କର ପ୍ରତି ଏକ ହଜାରରେ ୩.୯-୧୧.୮ ହୁଏ । ୮୫ ବର୍ଷ ପର୍ଯ୍ୟନ୍ତ ବଞ୍ଚୁଥିବା ଲୋକଙ୍କୁ ଅତି କମରେ ଥରେ ଏହି ରୋଗ ହୁଏ ଓ ୫ %ରୁ କମ ଲୋକଙ୍କର ଏକାଧିକ ଆକ୍ରମଣ ହୁଏ । ପୁରାକାଳରୁ ଏହି ରୋଗ ଥିବା ଜଣାଯାଏ । ଆରବ ଦେଶମାନଙ୍କରେ ଏହାର ନାମର ଅର୍ଥ ନିଆଁର ବେଲ୍ଟ , ସ୍ପାନିଶ ଭାଷାରେ ଛୋଟ ସାପ ଓ ହିନ୍ଦୀ ଭାଷାରେ ବଡ଼ ରାସ୍ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ – ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମଦିନ ରୂପେ ବଡ଼ଦିନକୁ (ଈଂରାଜୀରେ Christmas, ଉଚ୍ଚାରଣ – କ୍ରିସ୍ମସ୍) ଖ୍ରୀଷ୍ଟ ଧର୍ମାବଲମ୍ବୀମାନେ ବଡ଼ ଧୁମ୍ଧାମ୍ର ସହିତ ପ୍ରତିବର୍ଷ ଡିସେମ୍ବର ୨୫ ତାରିଖ ଦିନ ପାଳନ କରିଥାନ୍ତି । ଖ୍ରୀଷ୍ଟୀୟ ପାଞ୍ଜି ବା ଗୀର୍ଜାର କ୍ୟାଲେଣ୍ଡର୍ ଅନୁସାରେ ଖ୍ରୀଷ୍ଟ ଜନ୍ମର କିଛି ଦିନ ପୂର୍ବରୁ ଉପବାସ ଓ ନିଷ୍ଠା ପୂର୍ବକ ପୂଜାପାଠ ଆରମ୍ଭ ହୋଇ ବଡ଼ଦିନ ଉତ୍ସବର ଆରମ୍ଭ ହୋଇଥାଏ ଏବଂ ତାହା ଦ୍ୱାଦଶ ଦିନରେ ସରି ଏକ ଉତ୍ସବ ପରି ପାଳିତ ହୁଏ । କିଛି ଦେଶର ସ୍ଥାନୀୟ ସଂସ୍କୃତି ଅନୁସାରେ ଏହି ଉତ୍ସବ ଆଠ ଦିନ ଧରି ମଧ୍ୟ ପାଳିତ ହୁଏ । ଖ୍ରୀଷ୍ଟ ଧର୍ମାବଲମ୍ବୀ ବା ଅନେକ ଦେଶରେ ଅଣ-ଖ୍ରୀଷ୍ଟୀୟ ଜନସମୂହଙ୍କର ମୁଖ୍ୟ ପର୍ବ ହୋଇଥିବାରୁ ଭାରତ ସମେତ ଅନେକ ଦେଶରେ ବଡ଼ଦିନକୁ ଏକ ସରକାରୀ ଛୁଟିଦିନ ରୂପେ ଘୋଷିତ କରାଯାଇଛି ।ବାଇବେଲ୍ର “ନ୍ୟୁ ଟେଷ୍ଟାମେଣ୍ଟ୍” (ନୂତନ ନିୟମାବଳୀ) ଅନୁସାରେ ବେଥ୍ଲେହେମ୍ଠାରେ ଯୀଶୁଙ୍କ ଜନ୍ମ ଗ୍ରହଣର ବୃତ୍ତାନ୍ତ ବଡ଼ଦିନ ଉତ୍ସବର ପାରମ୍ପରିକ ମୂଳଦୁଆ । ସନ୍ଥ ଜୋସେଫ୍ ଓ ମାତା ମେରି (ମରିୟମ୍) ବେଥ୍ଲେହେମ୍ ସହରରେ ପହଞ୍ଚି ଜାଣିବାକୁ ପାଇଥିଲେ ଯେ ସେମାନଙ୍କ ରହିବା ପାଇଁ କୌଣସି ପାନ୍ଥନିବାସ ନାହିଁ । ତେଣୁ ଏକ ମେଣ୍ଢାଶାଳରେ ମାତା ମେରିଙ୍କୁ ରହିବାକୁ ପଡ଼ିଥିଲା ଓ ସେଠାରେ ସେ ଯୀଶୁଙ୍କୁ ଜନ୍ମଦାନ କରିଥିଲେ । ଦେବଦୂତ (angels) ଓ ମେଷପାଳକମାନେ ମିଶି ଏହି ଶୁଭ ମୁହୂର୍ତ୍ତ ବିଷୟରେ ସଭିଙ୍କୁ ଜଣାଇଲେ ଓ ଯୀଶୁ ଜନ୍ମ ନେବା କଥା ପ୍ରଚାରିତ ହୋଇଗଲା ।ଯୀଶୁଙ୍କ ପ୍ରକୃତ ଜନ୍ମ ତାରିଖ ଓ ମାସ ସମସ୍ତଙ୍କୁ ଅଜ୍ଞାତ, କିନ୍ତୁ ଚତୁର୍ଥ ଶତାବ୍ଦୀର ପ୍ରଥମାର୍ଦ୍ଧରେ “ୱେଷ୍ଟର୍ଣ୍ଣ୍ ଖ୍ରୀଷ୍ଟିୟାନ୍ ଚର୍ଚ୍ଚ୍” (ପାଶ୍ଚାତ୍ୟ ଦେଶମାନଙ୍କ ପ୍ରମୁଖ ଗୀର୍ଜାଘରମାନେ) ଡିସେମ୍ବର ୨୫ ତାରିଖକୁ ଖ୍ରୀଷ୍ଟଙ୍କ ଜନ୍ମ ବୋଲି ଅଭିହିତ କଲେ ଓ ପ୍ରାଚ୍ୟ ଦେଶମାନଙ୍କରେ ମଧ୍ୟ ଏହି ପ୍ରଥା ପ୍ରଚଳିତ ହେଲା । ବର୍ତ୍ତମାନ ସମୟରେ ଗ୍ରେଗୋରିଆନ୍ ପାଞ୍ଜି ବା କ୍ୟାଲେଣ୍ଡର୍ ଓ ଅଧିକାଂଶ ଦେଶର ସରକାରୀ କ୍ୟାଲେଣ୍ଡର୍ ଡିସେମ୍ବର ୨୫କୁ ବଡ଼ଦିନ ବୋଲି ଘୋଷଣା କରିଛନ୍ତି । କେତେକ ପ୍ରାଚ୍ୟ ଦେଶରେ ଅନୁସୃତ ଜୁଲିଆନ୍ ପାଞ୍ଜି ବା କ୍ୟାଲେଣ୍ଡର୍ର ଡିସେମ୍ବର ୨୫ ତାରିଖ (ଯାହା ଗ୍ରେଗୋରିଆନ୍ ପାଞ୍ଜି ଅନୁସାରେ ଜାନୁଆରୀ ୭ ତାରିଖ) ଦିନ ବଡ଼ଦିନ ପାଳିତ ହୋଇଥାଏ । ଜୁଲିଆନ୍ ପାଞ୍ଜିର ବଡ଼ଦିନ ଗ୍ରେଗୋରିଆନ୍ ପାଞ୍ଜିର ଏପିଫ୍ୟାନି ବା ପ୍ରଭୁପ୍ରକାଶ ପର୍ବ (ଜାନୁଆରୀ ୬ ତାରିଖ)ର ପରବର୍ତ୍ତୀ ଦିନ ପଡ଼ିଥାଏ । ଖ୍ରୀଷ୍ଟ ଧର୍ମାବଲମ୍ବୀ ଏହାକୁ ଏକ ବିବାଦ ନୁହେଁ ବରଂ ପାଞ୍ଜି ଅନୁସରଣ କରିବାର ଏକ ଭିନ୍ନ ଦିଗ ଭାବେ ପରିଗଣିତ କରିଥାନ୍ତି । ଅନ୍ୟ ଏକ ଦୃଷ୍ଟିଭଙ୍ଗୀ ଅନୁସାରେ ଜଗତର ପାପମୋଚନ କରିବା ପାଇଁ ଭଗବାନ ଯୀଶୁ ଅବତାର ରୂପେ ପୃଥିବୀପୃଷ୍ଠରେ ଅବତରଣ କରିଥିବାର ବେଳା ବା ଘଟଣାକୁ ପାଳନ କରାଯିବା ଏହି ଉତ୍ସବର ମୂଳ ଲକ୍ଷ୍ୟ ଏବଂ ନିର୍ଦ୍ଦିଷ୍ଟ କେଉଁ ଦିନ ଏହି ସବୁ ଘଟଣା ଘଟିଥିଲା ତାହା ନିମିତ୍ତ ମାତ୍ର ।ବଡ଼ଦିନ ପାଳନର ପରମ୍ପରାରେ ଖ୍ରୀଷ୍ଟୀୟ ଧାର୍ମିକ ପ୍ରଥା, ଖ୍ରୀଷ୍ଟପୂର୍ବ ସମୟର କିଛି ଧାର୍ମିକ ପ୍ରଥା ଓ ଅନ୍ୟ କେତେକ ଉଦାରପନ୍ଥୀ ଧାର୍ମିକ ପ୍ରଥା ସମ୍ମିଶ୍ରିତ ହୋଇ ରହିଛି । ଆଧୁନିକ ଯୁଗରେ ବଡ଼ଦିନ ପାଳନ ସମୟରେ ଉପହାର ଦେଣନେଣ, ଆଗମନ କ୍ୟାଲେଣ୍ଡର୍ର (Advent calendar) ଦିନ ଗଣିବା, ବଡ଼ଦିନର ସଙ୍ଗୀତ ଓ ପ୍ରାର୍ଥନା, ବଡ଼ଦିନ ଗଛ, ଘରକୁ ଆଲୋକମାଳାରେ ସଜ୍ଜିତ କରିବା, ଗୀର୍ଜା ଘର ତରଫରୁ ସମାଜର ଉନ୍ନତିମୂଳକ କାର୍ଯ୍ୟରେ ଯୋଗଦାନ ଦେବା, ବଡ଼ଦିନ କାର୍ଡ୍ ଦେବାନେବା, କଣ୍ଢେଇ ମାଧ୍ୟମରେ ଯୀଶୁଙ୍କ ଜନ୍ମବୃତ୍ତାନ୍ତ ଦର୍ଶାଇବା ପରି ବିଭିନ୍ନ ପ୍ରଥା ପ୍ରଚଳିତ ହୁଏ । ବଡ଼ଦିନ ସମ୍ପର୍କିତ କିଛି ସ୍ଥାନୀୟ ଲୋକକଥା ଓ ପରମ୍ପରା ମଧ୍ୟ ରହିଛି । ସନ୍ଥ ନିକୋଲାସ୍ ବା "ସାଣ୍ଟା କ୍ଲସ୍" (ଈଂରାଜୀରେ Santa Claus) ଛୋଟ ପିଲାଙ୍କ ପାଇଁ ଉପହାର ଆଣିଦେବା ସେମାନଙ୍କୁ ଉତ୍ସାହିତ ଓ ଆନନ୍ଦିତ କରିଥାଏ । ଉପହାର ଓ ଅନ୍ୟାନ୍ୟ ସାମଗ୍ରୀ କିଣାବିକା ଯୋଗୁଁ ବଡ଼ଦିନ ସମୟଟି ବ୍ୟାପାର ପାଇଁ ଉତ୍କୃଷ୍ଟ ସମୟ ଓ ଗତ କିଛି ଶତାବ୍ଦୀରେ ବିଶ୍ୱର ବିଭିନ୍ନ ସ୍ଥାନରେ ବଡ଼ଦିନ ସମୟରେ ଏହି ବ୍ୟାପାର କ୍ରମଶଃ ବୃଦ୍ଧି ପାଇବାରେ ଲାଗିଛି ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଯୀଶୁ ବା ଯୀଶୁ ଖୀଷ୍ଟ ବା ଯୀଶୁ ମସୀହ ହେଉଛନ୍ତି ଖ୍ରୀଷ୍ଟ ଧର୍ମର ପ୍ରବର୍ତକ ଓ ମୂଳ ବ୍ୟକ୍ତିତ୍ୟ | ଖ୍ରୀଷ୍ଟ ଧର୍ମାବଲମ୍ବିଙ୍କ ଅନୁସାରେ ଯୀଶୁ ହେଉଛନ୍ତି ପରମେଶ୍ୱରଙ୍କ ପୁତ୍ର | ଯୀଶୁଙ୍କ ଜୀବନ ଏବଂ ଉପଦେଶ ବାଇବେଲର ନୁତନ ନିୟମରେ ବର୍ଣ୍ଣନା କରାଯାଇଛି। କାରଣ ସେ ହିଁ ଈଶ୍ୱରଙ୍କ ଅଦ୍ୱିତୀୟ ପୂତ୍ର ଅଟନ୍ତି । ଯେ କେହି ତାଙ୍କଠାରେ ବିଶ୍ୱାସ କରେ ସେ ବିନୋଷ୍ଟ ନୋ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହେବ।ଯୀୀଶୁ କହିଲେ ,ମୁଁ ପଥ, ସତ୍ୟ ଓ ଜୀବନ ;ମୋ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଇ ପାରେ ନାହିଁ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଜଗତର ନାଥ ଶ୍ରୀ ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରା ଓ ସୁଦର୍ଶନଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରାଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ସନ୍ଥକବି ଭୀମ ଭୋଇ ଭୀମ ଭୋଇ (୧୮୫୦-୧୮୯୫ ) ରେଢ଼ାଖୋଲର ମଧୁପୁର ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ ।ଭୀମ ଭୋଇ ଜଣେ ଓଡ଼ିଆ କବି ଓ ମହିମା ଧର୍ମର ପ୍ରଚାରକ ଥିଲେ । ତାଙ୍କର ରଚନା ଗୁଡ଼ିକରେ ମାନବ ଧର୍ମ, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରାଯାଇଅଛି । ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତାବଳୀ ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" କବିତା ଅନ୍ୟତମ । ତାଙ୍କ ସମସାମୟିକମାନଙ୍କ କବିତାସବୁ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବିଷୟରେ ହୋଇଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଓ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ପ୍ରଚଳନ ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନ ନିମନ୍ତେ ସେ ଶହଶହ ଛାନ୍ଦ, ଚଉପଦୀ ଓ ଚଉତିଶା ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ବହିଗୁଡ଼ିକ ମଧ୍ୟରେ "ସ୍ତୁତିଚିନ୍ତାମଣି", "ହଲିଆ ଗୀତ", "ଡାଲଖାଈ", "ରସରକେଲି", "ଜାଇଫୁଲ", "ବ୍ରହ୍ମ ନିରୂପଣ ଗୀତା", "ଆଦିଅନ୍ତ ଗୀତା", "ଅଷ୍ଟକ ବିହାରୀ ଗୀତା", "ନିର୍ବେଦ ସାଧନା", "ଶ୍ରୁତିନିଷେଧ ଗୀତା", "ମନୁସଭାମଣ୍ଡଳ", "ଗୃହଧର୍ମ" ଓ "ମହିମାବିନୋଦ" । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ସୁରକ୍ଷିତ । ତାଙ୍କ ରଚିତ ବହିଗୁଡ଼ିକ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବିମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
କନକ ଦୂର୍ଗା ମନ୍ଦିର , ଭାରତୀୟ ରାଜ୍ୟ ଆନ୍ଧ୍ରପ୍ରଦେଶର ବିଜୟୱାଡାଠାରେ ଅବସ୍ଥିତ ଏକ ପ୍ରସିଦ୍ଧ ହିନ୍ଦୁ ମନ୍ଦିର । ଏହି ମନ୍ଦିର କ୍ରୀଷ୍ଣା ନଦୀ ଟିରରେ ଥିବା ଇନ୍ଦ୍ରକେଳାଦ୍ରି ପାହାଡ ଉପରେ ରହିଛି । କାଳିକା ପୁରାଣ , ଦୁର୍ଗ ସପ୍ତଷ୍ଠୀ ଓ ଅନ୍ଯାନ୍ଯ ବୈଦିକ ସାହିତ୍ୟରେ ଇନ୍ଦ୍ରକେଳାଦ୍ରିସ୍ଥିତ କନକ ଦୁର୍ଗ ମନ୍ଦିର ବିଷୟରେ ଉଲ୍ଲେଖ ରହିଛି । ଏଥିରେ ଆରାଧ୍ୟା ଦେବୀଙ୍କୁ ତୃତୀୟ କଳ୍ପରେ ସ୍ୱୟଂଭୂ ( ନିଜେ ଉତ୍ଥିତ ହୋଇଥିବା ) ହେଇଥିବା ଉଲ୍ଲେଖ ରହିଛି ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧ - ୨୩ ଅଗଷ୍ଟ ୧୯୩୮) ଜଣେ ଓଡ଼ିଆ କବି ଥିଲେ । ତାଙ୍କର ଜନ୍ମ ବସ୍ତର ଦେଶୀୟ ରାଜ୍ୟରେ ହୋଇଥିଲା । ବସ୍ତର ଓଡ଼ିଆଭାଷୀ ଅଞ୍ଚଳ । ହେଲେ ତାହା ଓଡ଼ିଶାରେ ନାହିଁ । ତାଙ୍କ ପିତା ଦାନିଏଲ୍ ସାବତ ଜଣେ ଡାକ୍ତର ହିସାବରେ ବ୍ରହ୍ମଦେଶରେ ରହୁଥିଲେ । ଏକାଧାରରେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । କୁନ୍ତଳା ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
{{Use British English|date=November 2011}} ଶ୍ରୀନିବାସ ରାମାନୁଜନ (pronunciation ) (୨୨ ଡିସେମ୍ବର ୧୮୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ 'ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହା ଜୁଲାଇ ୭ ତାରିଖରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହୋଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ମ୍ୟାଲେରିଆ ରୋଗ ହୁଏ ଏକ ପ୍ରୋଟୋଜୋଆନ ପ୍ଲାଜମୋଡିଅମ ଟାଇପର ଏକ-କୋଷି ଅଣୁବୀକ୍ଷଣିକ ପରଜୀବୀଦ୍ୱାରା (protozoans, a type of single cell microorganism) ଯାହା ମଶା ବାହିତ ହୁଏ ଓ ମାନବ ତଥା ଅନ୍ୟାନ୍ୟ ପଶୁମାନଙ୍କୁ ଆକ୍ରମଣ କରେ । ଏହି ରୋଗରେ ସ୍ୱାଭାବିକ ଭାବେ ଜ୍ୱର, ଶରୀର ବେଆରାମ ଓ ଥକ୍କା ଲାଗେ, ବାନ୍ତି ଓ ମୁଣ୍ଡ ବଥା ହୁଏ । ରୋଗ ଗମ୍ଭୀର ହେଲେ କାମଳ ବା ଜଣ୍ଡିସ ହୁଏ, ବାତ ମାରେ ଓ କୋମା ହୋଇ ମୃତ୍ୟୁ ହୁଏ । ମଶା କାମଡ଼ିବାର ୧୦ରୁ ୧୫ ଦିନ ପରେ ମ୍ୟାଲେରିଆ ଆରମ୍ଭ ହୁଏ । ଉପଯୁକ୍ତ ଚିକିତ୍ସା ନ ହେଲେ ମାସାଧିକ କାଳ ପରେ ଏହି ରୋଗ ଲେଉଟେ । ଯେଉଁ ରୋଗୀ ଅଳ୍ପ ଦିନ ହେଲା ଭଲ ହୋଇଛି ତାକୁ ପୁନଃସଂକ୍ରମଣ ହେଲେ ଲକ୍ଷଣ ସ୍ୱଳ୍ପ ମାତ୍ରାରେ ଦେଖାଯାଏ । ପୁନଶ୍ଚ ସଂକ୍ରମିତ ନ ହେଲେ ଏହି ଆଂଶିକ ପ୍ରତିରୋଧ ଶକ୍ତି କିଛି ମାସ ବା ବର୍ଷ ପରେ କମିଯାଏ । ସାଧାରଣତଃ ଏହି ରୋଗ ସଂକ୍ରମିତ ମାଈ ଆନୋଫିଲିସ୍ ମଶା କାମୁଡ଼ିଲେ ତାହାର ଲାଳରେ ଥିବା ପରଜୀବୀ ଶୁଣ୍ଢ ମାଧ୍ୟମରେ ମଣିଷର ରକ୍ତରେ ପ୍ରବେଶ କରେ । ଏହି ପରଜୀବୀ ରକ୍ତରେ ପ୍ରବାହିତ ହୋଇ ଯକୃତରେ ପ୍ରବେଶ କରେ ଓ ସେଠାରେ ବଡ଼ ହୋଇ ପ୍ରଜନନ କରେ । ଅଧିକାଂଶ ମୃତ୍ୟୁ ପ୍ଲାଜ୍ମୋଡ଼ିଅମ୍ ଫାଲସିପ୍ୟାରମ ଯୋଗୁ ହୁଏ ଓ ପ୍ଲାଜ୍ମୋଡ଼ିଅମ୍ ଭାଇଭାକ୍ସ, ପ୍ଲାଜ୍ମୋଡ଼ିଅମ୍ ଓଭେଲ ଇତ୍ୟାଦି ପରଜୀବୀମାନଙ୍କଦ୍ୱରା ସାମାନ୍ୟ ଲକ୍ଷଣ ପ୍ରକାଶ ପାଏ । ମଣିଷ ଦେହରେ ପ୍ଲାଜ୍ମୋଡ଼ିଅମ୍ ନଲେସି (P. knowlesi) କ୍ୱଚିତ୍ ରୋଗ କରେ । ରୋଗୀର ରକ୍ତ ଫିଲ୍ମକୁ ଅଣୁବୀକ୍ଷଣ ଯନ୍ତ୍ରରେ ପରୀକ୍ଷା କରି ପରଜୀବୀ ମିଳିଲେ, କିମ୍ବା ମ୍ୟାଲେରିଆ ଆଣ୍ଟିଜେନ ଡିଟେକ୍ସନ୍ ଟେଷ୍ଟ (rapid diagnostic tests) କରି ଯୁକ୍ତାତ୍ମକ ଫଳ ମିଳିଲେ ରୋଗ ନିର୍ଣ୍ଣୟ କରାଯାଏ । ମ୍ୟାଲେରିଆ ପ୍ରବଣ ଇଲାକାରେ ପଲିମରେଜ ଚେନ ରିଆକ୍ସନ ପରୀକ୍ଷାଦ୍ୱାରା ମଶାର ଡି.ଏନ.ଏ ଚିହ୍ନଟ କରି ରୋଗ ନିର୍ଣ୍ଣୟ କରିବା ଜଟିଳତା ଓ ବହୁଳ ବ୍ୟୟସାପେକ୍ଷ ଯୋଗୁ ସମ୍ଭବ ହେଉନି । ମ୍ୟାଲେରିଆ ସଙ୍କଟ ଚାରି ଉପାୟରେ ରୋକି ହୁଏ: ମଶାରୀ ବ୍ୟବହାର କରି ମଶା କାମୁଡ଼ାରୁ ରକ୍ଷା ପାଇବା, ମଶାଦୂରକାରୀ ଔଷଧ ବ୍ୟବହାର କରିବା, ମଶାମାରୀ ଔଷଧ ସିଞ୍ଚି ତାଙ୍କୁ ମାରିବା ଓ ସ୍ଥିର ଜଳାଶୟକୁ ନିଷ୍କାସନ କରିବା । ମ୍ୟାଲେରିଆ ପ୍ରବଣ ଇଲାକାକୁ ଯାଉଥିବା ଲୋକଙ୍କୁ ଏହି ରୋଗରୁ ରକ୍ଷା କରିବା ନିମନ୍ତେ କେତେକ ମ୍ୟାଲେରିଆ ପ୍ରତିଷେଧକ ଔଷଧ ଦିଆଯାଏ । ଅତ୍ୟଧିକ ମ୍ୟାଲେରିଆ ହେଉଥିବା ଇଲାକାରେ ପ୍ରଥମ ତିନିମାସ ପରର ଗର୍ଭବତୀ ମହିଳା ଓ ଶିଶୁମାନଙ୍କୁ ସଲ୍ଫାଡକ୍ସିନ/ପାଇରିମେଥାମିନ ବଟିକା ଦିଆଯାଏ । ଆବଶ୍ୟକ ହେଉଥିବା ଟିକା ବାହାରି ନାହିଁ, ଚେଷ୍ଟା ଚାଲିଛି । କେତେକ ମ୍ୟାଲେରିଆ ଦୂରକାରୀ ଔଷଧ ସହ ଆର୍ଟେମିସିନିନ ଦେବାକୁ ସୁପାରିସ କରାଯାଏ । ଦ୍ୱିତୀୟ ଧାଡ଼ିରେ ମେଫ୍ଲୋକ୍ୱିନ, ଲୁମେଫାଣ୍ଟ୍ରିନ କିମ୍ବା ସଲ୍ଫାଡକ୍ସିନ/ପାଇରିମେଥାମିନ ଦିଆଯାଏ । ଆର୍ଟେମିସିନିନ ନ ମିଳିଲେ କୁଇନାଇନ୍ ଓ ଡକ୍ସିସାଇକ୍ଲିନ ବ୍ୟବହାର କରାଯାଇ ପାରେ । ଔଷଧ ପ୍ରତିରୋଧ ସମସ୍ୟା ଯୋଗୁ ଚିକିତ୍ସା ଆରମ୍ଭ କରିବା ପୂର୍ବରୁ ମ୍ୟାଲେରିଆ ନିଶ୍ଚିତତା ପରୀକ୍ଷା କରିବା ଆବଶ୍ୟକ । ଅନେକ ଔଷଧର ପ୍ରତିରୋଧ ବାହାରିଲାଣି ଯଥା କ୍ଲୋରୋକ୍ୱିନ ପ୍ରତିରୋଧକାରୀ ଫ୍ୟାଲ୍ସିପ୍ୟାରମ ଓ ଦକ୍ଷିଣପୂର୍ବ ଏସିଆରେ ଆର୍ଟେମିସିନିନ ପ୍ରତିରୋଧ ଏକ ସମସ୍ୟା ସୃଷ୍ଟି କଲାଣି । ପ୍ଲାଜମୋଡିୟମର ପାଞ୍ଚଟି ପ୍ରଜାତି ମନୁଷ୍ୟମାନଙ୍କୁ ଆକ୍ରମଣ କରିପାରେ ତଥା ସଂକ୍ରାମକ ହୋଇଥାଏ । ଅତ୍ୟଧିକ ମାତ୍ରାରେ ମ୍ୟାଲେରିଆ କରାଉଥିବା ଜୀବାଣୁଟି ହେଲା ପି. ଫାଲସିପାରମ; କିନ୍ତୁ ପି. ଭିଭାକ୍ସ, ପି.
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଗଣେଶ, ଗଣପତି, ବିନାୟକ ବା ତାମିଲରେ ପିଲ୍ଲାଇୟାର ହେଉଛନ୍ତି ସବୁଠାରୁ ଅଧିକ ପୂଜିତ ହେଉଥିବା ହିନ୍ଦୁ ଦେବତା । ସେ ମହାଦେବ ଶିବ ଓ ଦେବୀ ପାର୍ବତୀଙ୍କର ସାନ ପୁଅ ଓ କାର୍ତ୍ତିକେୟଙ୍କର ସାନ ଭାଇ । ତାଙ୍କର ବାହନ ମୂଷିକ । ଗଣେଶଙ୍କର ପ୍ରତିକୃତି ଭାରତ ଓ ନେପାଳରେ ସର୍ବତ୍ର ପରିଦୃଷ୍ଟ ହୁଏ। ହିନ୍ଦୁମାନେ ଜାତି, ଭାଷା, ବର୍ଣ ନିର୍ବିଶେଷରେ ଗଣେଶଙ୍କୁ ପୂଜା କରିଥାନ୍ତି। ଏପରିକି ଜୈନ, ବୌଦ୍ଧ ଧର୍ମର ତଥା ଅଣଭାରତୀୟମାନେ ମଧ୍ୟ ଗଣେଶଙ୍କ ଉପାସନା କରିଥାନ୍ତି। ଶାସ୍ତ୍ରରେ ୩୨ ପ୍ରକାର ଗଣେଶଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି ।ଅନେକ ବିଶେଷତ୍ୱ ମଧ୍ୟରୁ ଗଣେଶ ତାଙ୍କର ହାତୀ ମୁଣ୍ଡ ଯୋଗୁ ସହଜରେ ଚିହ୍ନା ପଡ଼ନ୍ତି । ବିଘ୍ନ ନାଶକ ରୂପେ ସେ ସର୍ବତ୍ର ପୂଜିତ ହୁଅନ୍ତି । କଳା, ବିଜ୍ଞାନର ଓ ବୁଦ୍ଧିମତ୍ତାର ଦେବତା ଓ ସଂରକ୍ଷକ ରୂପେ ସେ ପରିଚିତ । ଆଦି ଦେବତା ହିସାବରେ ପ୍ରତ୍ୟେକ ଶୁଭ କାର୍ଯ୍ୟ, ପୂଜା, ଲେଖାପଢ଼ା ଓ ଧାର୍ମିକ କ୍ରିୟା ଆରମ୍ଭରେ ତାଙ୍କର ଆବାହନ କରାଯାଏ । ତାଙ୍କୁ ପଞ୍ଚଦେବତାମାନଙ୍କ ମଧ୍ୟରୁ ଜଣେ ବୋଲି କୁହାଯାଏ।
ମୋଗଲ ସାମ୍ରାଜ୍ୟ(୧୫୨୬-୧୮୫୭) ଏକ ମୁସଲମାନ୍ ତୁର୍କୀ-ମଙ୍ଗୋଲ୍ ସାମ୍ରାଜ୍ୟ ଥିଲା, ଯାହ ୧୫୨୬ରେ ଆରମ୍ଭ ହୋଇଥିଲା । ଯାହା ୧୫୨୬ ଖ୍ରୀ:ଅରେ ଆରମ୍ଭ ହୋଇ ୧୭୦୦ ଶତବ୍ଦୀ ଶେଷ ଓ ୧୮୦୦ଶତବ୍ଦୀ ଆରମ୍ଭ ପର୍ଯ୍ୟନ୍ତ ଭାରତୀୟ ଉପମହାଦ୍ୱୀପରେ ଶାସନ କରି ୧୯୦୦ ଶତବ୍ଦୀ ମଧ୍ୟ ଆଡକୁ ଶେଷ ହୋଇଥିଲା । ଏହି ସମୟରେ ଭାରତୀୟ ଉପମହାଦେଶର ଅଧିକାଂଶ ଭାଗକୁ ନିୟନ୍ତ୍ରଣାଧୀନ କରି ପୂର୍ବରେ ଆଧୁନିକ ବଙ୍ଗଳାଦେଶଠାରୁ ଆରମ୍ଭ କରି ପଶ୍ଚିମରେ ବଲୁଚିସ୍ତାନ ଓ ଉତ୍ତରରେ କାଶ୍ମୀରଠାରୁ ଆରମ୍ଭ କରି ଦକ୍ଷିଣରେ କାବେରୀ ଘାଟି ପର୍ଯ୍ୟନ୍ତ ନିଜ ସାମ୍ରାଜ୍ୟ ବିସ୍ତାର କରିଥିଲେ ।୧୯୫୬ ମସିହାରେ ଜଲାଲୁଦ୍ଦୀନ୍ ମୋହମଦ୍ ଆକବର୍, ଯିଏ ମହାନ୍ ଆକବର ନାମରେ ପ୍ରସିଦ୍ଧ, ତାଙ୍କର ପଦଗ୍ରହଣ ସହିତ ଏହି ସାମ୍ରାଜ୍ୟର ଉକ୍ତୃଷ୍ଟ ସମୟ ଆରମ୍ଭ ହେଲା ଓ ସମ୍ରାଟ୍ ଆଉରଙ୍ଗଜେବଙ୍କ ନିଦ୍ଧନ ସହିତ ଶେଷ ହେଲା ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ଜ୍ଞାନପୀଠ ପୁରସ୍କାର ଭାରତୀୟ ଜ୍ଞାନପୀଠ ସଂସ୍ଥାଦ୍ୱାରା ଦିଆଯାଉଥିବା ଭାରତର ସର୍ବୋଚ୍ଚ ସାହିତ୍ୟ ପୁରସ୍କାର ।ସାହିତ୍ୟ ଅକାଦେମୀ ଫେଲୋସିପ ସହିତ ଏହା ଦେଶର ଦୁଇ ସର୍ବୋଚ୍ଚ ସାହିତ୍ୟ ପୁରସ୍କାର । ଏହା ୧୯୬୧ ମସିହାରେ ଆରମ୍ଭ ହୋଇଥିଲା । ଏହାର ଅନୁମୋଦିତ ଯୋଗ୍ୟତା ଅନୁସାରେ କେବଳ ୨୨ ଗୋଟି ସମ୍ବିଧାନ-ସ୍ୱୀକୃତ ଭାଷାରେ ଲେଖୁଥିବା ଭାରତୀୟ ନାଗରିକଗଣ ଏହି ପୁରସ୍କାର ପାଇପାରିବେ । ଟାଇମ୍ସ ଅଫ ଇଣ୍ଡିଆ ଖବରକାଗଜର ପ୍ରକାଶକ ସାହୁ ଜୈନ ପରିବାରଙ୍କଦ୍ୱାରା ପ୍ରତିଷ୍ଠିତ ଏହି ପୁରସ୍କାର ଭାରତୀୟ ଜ୍ଞାନପୀଠ ସଂସ୍ଥାଦ୍ୱାରା ଦିଆଯାଇଥାଏ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ନଈ ସେପାରୀ କନକ ଗୋରୀ, ୨୦୧୩ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଅଜୟ ମହାନ୍ତି । ଅନନ୍ୟା ଚଳଚ୍ଚିତ୍ର ପ୍ରଯୋଜନା ସଂସ୍ଥା ଅଧିନରେ ଏହି ଚଳଚ୍ଚିତ୍ରଟିର ନିର୍ମାଣ କରାଯାଇଥିଲା । ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ ଅଜୟ ମହାନ୍ତି ଏବଂ ସଂଳାପ ରଚନା କରିଥିଲେ ଦେବ ପ୍ରସାଦ ଦାସ । ପଙ୍କଜ ପାଢ଼ୀ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭାଦ୍ୱାରା ନିର୍ମିତ) । ଏହା ଲୋକଙ୍କଦ୍ୱାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣି ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ତମନ୍ନା ବ୍ୟାସ (ଜନ୍ମ: ୧୪ ନଭେମ୍ବର ୧୯୯୬) ଜଣେ ଓଡ଼ିଆ କଥାଚିତ୍ର ଅଭିନେତ୍ରୀ । ସେ ମୁଖ୍ୟତଃ ତମନ୍ନା ନାମରେ ଓଡ଼ିଆ କଥାଚିତ୍ର ଜଗତରେ ଜଣା । ତମନ୍ନା ୨୦୧୬ ମସିହାରେ ଅଭିନେତା ପପୁ ପମ ପମଙ୍କର ବିବାଦ ଉପରେ ନିର୍ମିତ କଥାଚିତ୍ର ଭାଇନା, କ'ଣ କଲା ସେ ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହି କଥାଚିତ୍ରଟିର ମୁକ୍ତିଲାଭ କରିବା ପୂର୍ବରୁ ତମନ୍ନା ପପୁ ପମ ପମଙ୍କ ସହ ତାଙ୍କର ପ୍ରଥମ ଚଳଚ୍ଚିତ୍ର ଜୋକର୍ରେ ଅଭିନୟ କରିଥିଲେ । ମାତ୍ର ଏହି କଥାଚିତ୍ରଟି ମୁକ୍ତିଲାଭ ହୋଇପାରି ନ ଥିଲା । ୨୦୧୮ ମସିହାରେ ମୁମ୍ବାଇରେ ଅନୁଷ୍ଠିତ ସେଣ୍ଟ୍ରଲ ମିସ୍ ଡିଭା ପ୍ରତିଯୋଗୀତାରେ ଲୋକମାନଙ୍କର ପସନ୍ଦରେ ଲୋକପ୍ରିୟ ମଡେଲ ପୁରସ୍କାର ପାଇଥିଲେ । ତମନ୍ନା ଓଡ଼ିଆ କଥାଚିତ୍ର ଜଗତରେ କାମ କରିବା ସହିତ ତେଲୁଗୁ କଥାଚିତ୍ର ଜଗତରେ ମଧ୍ୟ ଅଭିନୟ କରନ୍ତି ।
ଜାଭାସ୍କ୍ରିପ୍ଟ (ଇଂରାଜୀ: JavaScript, ସଂକ୍ଷେପରେ JS ବୋଲି ମଧ୍ୟ ଲେଖାଯାଏ) ଏକ ପ୍ରୋଗ୍ରାମିଂ ଭାଷା । ଏହା HTML, CSS ସମେତ ୱାର୍ଲ୍ଡ ୱାଇଡ଼ ୱେବର ଏକ ମୁଖ୍ୟ ଅଂଶ । ୯୭%ରୁ ଅଧିକ ୱେବସାଇଟ ୱେବପୃଷ୍ଠାର କାର୍ଯ୍ୟକଳାପ ପାଇଁ କ୍ଲାଏଣ୍ଟ ଭାଗରେ ଜାଭାସ୍କ୍ରିପ୍ଟ ବ୍ୟବହାର କରନ୍ତି ଓ ସେସବୁ ପ୍ରାୟତଃ ତୃତୀୟ-ପକ୍ଷର ଲାଇବ୍ରେରୀ ଅନ୍ତର୍ଭୁକ୍ତ କରିଥାନ୍ତି । ସମସ୍ତ ପ୍ରମୁଖ ୱେବ ବ୍ରାଉଜର ବ୍ୟବହାରକାରୀଙ୍କ ଡିଭାଇସରେ କୋଡ୍ କାର୍ଯ୍ୟକାରୀ କରିବା ପାଇଁ ଏକ ଉତ୍ସର୍ଗୀକୃତ ଜାଭାସ୍କ୍ରିପ୍ଟ ଇଞ୍ଜିନ ରହିଛି ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷଠାରୁ ତଥ୍ୟ (Data) ନିଏ, ସେସବୁକୁ ସାଇତି ରଖେ ଆଉ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟକୁ ବ୍ୟବହାର କରି ଉତ୍ତର ଦିଏ ।ସଂରକ୍ଷିତ ଉତ୍ତର କମ୍ପ୍ୟୁଟର (memory)ରେ ରହିଥାଏ। ଏକ ସମୟରେ ଗାଣିତିକ ଏବଂ ଲଜିକ୍ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଶ୍ରୀ ଅରବିନ୍ଦ (ବଙ୍ଗାଳୀ - শ্রী অরবিন্দ - Sri Ôrobindo) ହେଉଛନ୍ତି ଏକାଧାରରେ ଜଣେ ଯୋଗୀ, ଗୁରୁ, କ୍ରାନ୍ତିକାରୀ, ସ୍ୱାଧୀନତା ସଂଗ୍ରାମୀ, ଦାର୍ଶନିକ ତଥା କବି । ସେ ୧୫ ଅଗଷ୍ଟ ୧୮୭୨ ମସିହାରେ ଇଂରେଜ ଶାସନାଧୀନ ଭାରତର କଲିକତା ନଗରରେ ଭୂମିଷ୍ଠ ହୋଇଥିଲେ । ମାନବ ଜାତିର ପୂର୍ଣାଙ୍ଗ ଅଭ୍ୟୁଦୟ ସମ୍ବନ୍ଧରେ ନିଜର ଦର୍ଶନ ବିକଶିତ ହେବା ଆଗରୁ ସେ ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଯୋଗଦାନ କରି ସେ ଜଣେ ମହାନ ନେତା ହିସାବରେ ପରିଚିତ ହୋଇ ଅଛନ୍ତି। ସେ ସଶସ୍ତ୍ର ସଂଗ୍ରାମରେ ବିଶ୍ୱାସୀ ଥିଲେ । ଶ୍ରୀ ଅରବିନ୍ଦଙ୍କ ଦର୍ଶନର ମୂଳ ତତ୍ତ୍ୱ ହେଉଛି ସାଧାରଣ ମାନବ ଜୀବନକୁ ଦିବ୍ୟ ଜୀବନରେ ରୂପାନ୍ତରଣ କରିବା । ସେ କହିଛନ୍ତି, ‘ମଣିଷ ହେଉଛି ଏକ ବିକାଶୋନ୍ମୁଖୀ ସତ୍ତା। ସେ ପୂର୍ଣ ବିକଶିତ ନୁହେଁ। ମାନସରୁ ଅତିମାନସ ପର୍ଯ୍ୟନ୍ତ ବିକାଶ ହେଉଛି ବିଶ୍ୱ ଚେତନା ଉତ୍ତରଣର ପରବର୍ତ୍ତୀ ମାଇଲ ଖୁଣ୍ଟ । ଆଉ ଏହା ଅତି ଆବଶ୍ୟକ କାରଣ ଏହା ହେଉଛି ଅନ୍ତରାତ୍ମାର ମୂଳ ଉଦ୍ଦେଶ୍ୟ ଓ ନୈସର୍ଗିକ ନିୟମ।’ ଏହିପରି ଭାବରେ ଶ୍ରୀ ଅରବିନ୍ଦ ‘ମୁକ୍ତି’କୁ ଏକ ଭିନ୍ନ ରୂପରେ ପ୍ରତି ପାଦନ କରିଛନ୍ତି, ଯାହା ବୈୟକ୍ତିକ ନୁହେଁ ବରଂ ସାମଗ୍ରିକ, ସମ୍ପୂର୍ଣ୍ଣ ମାନବ ସମାଜର ଉତ୍ତରଣରେ ବିଶ୍ୱାସୀ। ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦର୍ଶନ, ଧର୍ମ, ସାହିତ୍ୟ ଓ ମନୋବିଜ୍ଞାନର ସମନ୍ୱୟ ଶ୍ରୀ ଅରବିନ୍ଦଙ୍କ ଲେଖାରେ ଦେଖିବାକୁ ମିଳେ। ଶ୍ରୀ ଅରବିନ୍ଦଙ୍କ କୃତି ଭିତରେ ଦର୍ଶନ, କାବ୍ୟ, ବେଦ, ଉପନିଷଦ ଏବଂ ଗୀତା ଆଦିର ଅନୁବାଦ ଓ ଟୀକା, ନାଟକ, ସାମାଜିକ, ରାଜନୈତିକ ଓ ଐତିହାସିକ ସମାଲୋଚନା, ଆଧ୍ୟାତ୍ମିକ ଲେଖା, ପତ୍ର ପତ୍ରିକା ଓ ପତ୍ରାବଳୀ ଆଦି ଅନ୍ତର୍ଭୁକ୍ତ। ତାଙ୍କର ସାହିତ୍ୟିକ ସୃଷ୍ଟି ଦର୍ଶନ, କାବ୍ୟ ଓ ନାଟକୀୟତାରେ ଏକ ମଧୁର ସମନ୍ୱୟରେ ସୁଗଠିତ ଯାହା କିଞ୍ଚିତ୍ ଜଟିଳ, ଓ ସହଜରେ ବୋଧଗମ୍ୟ ନୁହେଁ। ତାଙ୍କର କତିପୟ ରଚନା ବଳି ନିମ୍ନରେ ପ୍ରଦତ୍ତ ହେଲା। ଦ ଲାଇଫ ଡିଭାଇନ The Life Divine (1940), ଦ ହ୍ୟୁମାନ ସାଇକଲ The Human Cycle (1949), ଦ ଆଇଡିଆଲ ଅଫ ହ୍ୟୁମାନ ୟୁନିଟି The Ideal of Human Unity (1949), ଅନ ଦି ବେଦ On the Veda (1956), କଲେକ୍ଟେଡ ପଏମସ ଏଣ୍ଡ ପ୍ଲେଜCollected Poems and Plays (1942), ଏସେଜ ଅନ ଦି ଗୀତାEssays on the Gita (1928), ଦ ସିନ୍ଥେସିସ ଅନ ଯୋଗ The Synthesis of Yoga (1948), and ସାବିତ୍ରୀ : ଏ ଲିଜେଣ୍ଡ ଏଣ୍ଡ ଏ ସିମ୍ବଲ Savitri: A Legend and a Symbol (1950).
ବଲାଙ୍ଗୀର ଜିଲ୍ଲାର ପାଟଣାଗଡ ଉପଖଣ୍ଡ ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପର୍ବତର ପାଦଦେଶରେ ଥିବା ହରିଶଙ୍କର ଉଭୟ ଶୈବପୀଠ ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ପାଇଁ ପ୍ରସିଦ୍ଧ । ଏହାର ଦୂରତା ସଦର ମହକୁମାରୁ ପ୍ରାୟ ୮୦ କି.ମି ହେବ । ଗନ୍ଧମାର୍ଦ୍ଦନ ପର୍ବତର ଉତ୍ତରାଞ୍ଚଳରେ ବରଗଡ଼ ଜିଲ୍ଲାର ପ୍ରସିଦ୍ଧ ନୃସିଂହନାଥ ମନ୍ଦିର ଥିବାବେଳେ ଦକ୍ଷିଣରେ ରହିଛି ହରିଶଙ୍କର । ଏହି ପୀଠରେ ହରି ଓ ଶଙ୍କର ଏକାଠି ପୂଜା ପାଉଥିବାରୁ ଏହି ପୀଠର ସ୍ୱତନ୍ତ୍ରତା ରହିଛି । ହରିଶଙ୍କର ମନ୍ଦିର ଏବଂ ନୃସିଂହନାଥ ମନ୍ଦିର ମଧ୍ୟରେ ଅବସ୍ଥିତ ମାଳଭୂମିରେ ବୌଦ୍ଧ ଧର୍ମାଲମ୍ବୀଙ୍କଦ୍ୱାରା ନିର୍ମାଣ କରାଯାଇଥିବା ଧ୍ୱସ୍ତବିଧ୍ୱସ୍ତ ଏକ ପ୍ରାଚୀନ ପରିମଳଗିରି ବିଶ୍ୱବିଦ୍ୟାଳୟ ରହିଛି ।
{{Infobox person | name = ଚାଣକ୍ୟ | image = Chanakya.jpg | image_size = | alt = | caption = An artist's imagination of Chanakya | birth_date = c. 370 BCE | birth_place =ଜନ୍ମ ସ୍ଥାନ ବିବାଦୀୟ , କେତେକଙ୍କ ମତରେ ପାଟଳୀପୁତ୍ର, ତକ୍ଷଶିଳା ଏବଂ ଦକ୍ଷିଣ ଭାରତ | death_date = c. 283 BCE | death_place = ପାଟଳୀପୁତ୍ର | other_names = କୈଟିଲ୍ୟ, ବିଷ୍ଣୁଗୁପ୍ତ | alma_mater = ତକ୍ଷଶିଳା | occupation = Professor and royal advisor | known_for = Foundation of the ମୌର୍ଯ୍ୟ ସାମ୍ରାଜ୍ୟ | notable_works = ଅର୍ଥଶାସ୍ତ୍ର (authorship disputed), ଚାଣକ୍ୟ ନୀତି | influences = | influenced = | footnotes = କୌଟିଲ୍ୟ (ଖ୍ରୀ.ପୂ.
ଗୋପାଳ ଚନ୍ଦ୍ର ପ୍ରହରାଜ (୨୭ ସେପ୍ଟେମ୍ବର ୧୮୭୪-୧୬ ମଇ ୧୯୪୫) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଭାଷାବିଦ୍, ଲେଖକ, ବିଶ୍ୱକୋଷକାର ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ହୋଇଥିଲା । ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ସାବିତ୍ରିବାଈ ଜ୍ୟୋତି ରାଓ ଫୁଲେ (୩ ଜାନୁଆରୀ ୧୮୩୧ - ୧୦ ମାର୍ଚ୍ଚ ୧୮୯୭) ଜଣେ ଭାରତୀୟ ଶିକ୍ଷିକା, ସମାଜ ସୁଧାରିକା ଏବଂ କବୟତ୍ରୀ ଥିଲେ। ବ୍ରିଟିଶ ଶାସନ ସମୟରେ ସେ ତାଙ୍କ ସ୍ୱାମୀ ଜ୍ୟୋତିରାଓ ଗୋବିନ୍ଦରାଓ ଫୁଲେଙ୍କ ସହିତ ମିଶି ନାରୀମାନଙ୍କ ଅଧିକାର ଏବଂ ଶିକ୍ଷା ପାଇଁ କାର୍ଯ୍ୟ କରିଥିଲେ । ସାବିତ୍ରୀବାଈ ଭରତର ପ୍ରଥମ ବାଳିକା ବିଦ୍ୟାଳୟରେ ପ୍ରଥମ ମହିଳା ଶିକ୍ଷୟିତ୍ରୀ ଥିଲେ । ତାଙ୍କୁ ଲୋକେ ଆଧୁନିକ ମରାଠୀ କାବ୍ୟର ଅଗ୍ରଦୂତ ଭାବେ ମାନନ୍ତି ।
ଓଡ଼ିଶା ସରକାର, ଓଡ଼ିଶା ଓ ଓଡ଼ିଶାର ଅନ୍ତର୍ଗତ ୩୦ଟି ଜିଲ୍ଲାର ଶାସନ କାର୍ଯ୍ୟ ପରିଚାଳନା କରନ୍ତି । ଭାରତର ଅନ୍ୟ ରାଜ୍ୟ ଗୁଡ଼ିକ ଭଳି ରାଜ୍ୟପାଳ ରାଜ୍ୟର ପ୍ରଶାସନିକ ମୁଖ୍ୟ ଅଟନ୍ତି ଓ ସେ କେନ୍ଦ୍ର ସରକାରଙ୍କ ପରାମର୍ଶରେ ଭାରତର ରାଷ୍ଟ୍ରପତିଙ୍କଦ୍ୱାରା ନିଯୁକ୍ତ ହୁଅନ୍ତି । ତାଙ୍କର ପଦବୀ ମୁଖ୍ୟତଃ ଆନୁଷ୍ଠାନିକ । ମୁଖ୍ୟମନ୍ତ୍ରୀ ହେଉଛନ୍ତି ସରକାରର ମୁଖ୍ୟ ଏବଂ ଅଧିକାଂଶ କାର୍ଯ୍ୟନିର୍ବାହୀ କ୍ଷମତା ତାଙ୍କ ଉପରେ ନ୍ୟସ୍ତ । ଭୁବନେଶ୍ୱର ହେଉଛି ଓଡ଼ିଶାର ରାଜଧାନୀ ଏବଂ ଏଥିରେ ବିଧାନ ସଭା (ବିଧାନ ସଭା) ଏବଂ ସଚିବାଳୟ ରହିଛନ୍ତି । କଟକଠାରେ ଓଡ଼ିଶାର ଉଚ୍ଚ ନ୍ୟାୟାଳୟ ଅବସ୍ଥିତ ।
ରିସପେରିଡନ, ବିକ୍ରୟ ନାମ ରିସପର୍ଡାଲ, ଏକ ମନୋବିକ୍ଷିପ୍ତରୋଧୀ ଔଷଧ । ମୂଖ୍ୟତଃ ଏହା ସିନୋଫ୍ରେନିଆ, ବାଇପୋଲାର ଡିଜଅର୍ଡ଼ର ଓ ଅଟିଜ୍ମ ରୋଗର ଚିଡ଼ିଚିଡ଼ା ଭାବ ନିମନ୍ତେ ବ୍ୟବହାର କରାଯାଏ । ଏହା ପାଟିରେ ବା ମାଂସପେଶୀ ଇଞ୍ଜେକସନ ଆକାରରେ ଦିଆଯାଏ । ଏହାର ଇଞ୍ଜେକସନ ସଂସ୍କରଣ ଏକ ଦୀର୍ଘକାଳୀନ ଔଷଧ ଯାହା ପ୍ରାୟ ୨ ସପ୍ତାହ ପର୍ଯ୍ୟନ୍ତ କାମ କରେ । ଏହାର ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟା ମଧ୍ୟରେ ଚଳପ୍ରଚଳ ସମସ୍ୟା (extrapyramidal symptoms/ movement problems), ନିଦୁଆ(ଶମନ) ଭାବ, ଦୃଷ୍ଟି ସମସ୍ୟା, କୋଷ୍ଠକାଠିନ୍ୟ ଓ ଓଜନ ବୃଦ୍ଧି ଦେଖାଯାଏ । ସାଙ୍ଘାତିକ ପାର୍ଶ୍ୱ ପ୍ରତିକ୍ରିୟା ମଧ୍ୟରେ ସ୍ଥାୟୀ ଚଳପ୍ରଚଳ ଅସୁବିଧା, ନିଉରୋଲେପ୍ଟିକ ମାଲିଗନାଣ୍ଟ ସିଣ୍ଡ୍ରୋମ, ଅଧିକ ଆତ୍ମହତ୍ୟା ପ୍ରବଣତା ଓ ଉଚ୍ଚସ୍ତର ରକ୍ତ ଶର୍କରା ଦେଖାଯାଏ । ବୟସ୍କ ଲୋକଙ୍କର ଡିମେନସିଆ ଯୋଗୁ ସାଇକୋସିସ ଦେଖାଯାଏ ଓ ଏହା ଫଳରେ ମୃତ୍ୟୁ ସଙ୍କଟ ବଢ଼ିଯାଏ । ଗର୍ଭାବସ୍ଥାରେ ଏହାର ନିରାପତ୍ତା ସ୍ପଷ୍ଟ ନୁହେଁ । ରିସପେରିଡିନ ଏକ ଅସାମାନ୍ୟ ମନୋବିକ୍ଷିପ୍ତରୋଧୀ ଔଷଧ । ଏହାର କାର୍ଯ୍ୟ ପ୍ରଣାଳୀ ସ୍ପଷ୍ଟ ନ ଥିଲେ ମଧ୍ୟ ଡୋପାମିନ ଆଣ୍ଟାଗୋନିସ୍ଟ ଭାବେ କାମ କରୁଥିବା ବିଶ୍ୱାସ କରାଯାଏ ।ସନ ୧୯୮୦ରେ ରିସପେରିଡନର ଅନୁଶୀଳନ ଆରମ୍ଭ ହୋଇ ସନ ୧୯୯୩ରେ ଯୁକ୍ତରାଷ୍ଟ୍ର ଆମେରିକାରେ ବିକ୍ରୟ ନମନ୍ତେ ଅନୁମୋଦିତ ହୋଇଥିଲା । ଏହାର ନାମ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଅତ୍ୟାବଶ୍ୟକୀୟ ଔଷଧ ଚିଠାରେ ଅଛି ଯାହା ମୌଳିକ ସ୍ୱାସ୍ଥ୍ୟ ସିସ୍ଟମ ନିମନ୍ତେ ଅତି ମହତ୍ତ୍ୱପୂର୍ଣ୍ଣ । ଏହା ଜେନେରିକ ଔଷଧ ନାମରେ ଉପଲବ୍ଧ ହୁଏ । ଏହାର ଦୈନିକ ଖର୍ଚ୍ଚ ସନ ୨୦୧୪ରେ ୦.୦୧ରୁ ୦.୬୦ ଆମେରିକୀୟ ଡଲାର ଥିଲା । ଯୁକ୍ତରାଷ୍ଟ୍ର ଆମେରିକାରେ ସାମାନ୍ୟ ମାତ୍ରାର ଦୈନିକ ଖର୍ଚ୍ଚ ୩.୩୦ରୁ ୧୯ ଡଲାର ହୁଏ ।
ପ୍ରାଣବନ୍ଧୁ କର (୧ ଡିସେମ୍ବର ୧୯୧୪ - ୩୦ ମାର୍ଚ୍ଚ ୧୯୯୮) ଜଣେ ଅଧ୍ୟାପକ, ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ତାଙ୍କ ରଚିତ କେତେକ ଜଣାଶୁଣା ରଚନା ମଧ୍ୟରେ ଅଶାନ୍ତ, ଶ୍ୱେତପଦ୍ମା ଆଦି ନାଟକ, ଦୂରପାହାଡ଼ ଓ ପେଟୁ ଏକାଙ୍କିକା, ଷଣ୍ଢ ଲଢେଇ ଓ ସୁଅ ମୁହଁରେ ପଥର ଆଦି ଗଳ୍ପ ଅନ୍ୟତମ । କର କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ମାଟିର ମଣିଷ, ଫକୀରମୋହନଙ୍କ ମାମୁ, ପ୍ରାୟଶ୍ଚିତ, ଛ ମାଣ ଆଠ ଗୁଣ୍ଠ, ହରେକୃଷ୍ଣ ମହତାବଙ୍କ ଟାଉଟର ଓ ଫତୁରାନନ୍ଦଙ୍କ ନାକଟା ଚିତ୍ରକରର ନାଟ୍ୟରୂପ ଦେଇଥିଲେ । ତାଙ୍କର ଅଶାନ୍ତ ନାଟକ ନିମନ୍ତେ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ସ୍ନାୟୁ ସଂହାର ନାଟକ ନିମନ୍ତେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ତଥା ରାଜଧାନୀ ଭାବେ ପ୍ରତିଷ୍ଠିତ । ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୭୨ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଜୈନଧର୍ମ ଏକ ପ୍ରାଚୀନ ଧର୍ମ ବୋଲି ଐତିହାସିକମାନେ ମତବ୍ୟକ୍ତ କରନ୍ତି । ସମ୍ଭବତଃ ଜୈନଧର୍ମ ହିଁ ବୈଦିକ କର୍ମକାଣ୍ଡ, ଜୀବହତ୍ୟା, ବ୍ୟୟସାପେକ୍ଷ ଯଜ୍ଞାନୁଷ୍ଠାନ , ଜାତିପ୍ରଥା ଆଦିର ବିରୋଧ କରିଥିଲା । ଅଙ୍ଗସୂତ୍ର,ଉପାଙ୍ଗସୂତ୍ର, କଳ୍ପସୂତ୍ର ପ୍ରଭୃତି ଜୈନମାନଙ୍କର ପ୍ରଧାନ ଧର୍ମଗ୍ରନ୍ଥ । ଖ୍ରୀଷ୍ଟପୂର୍ବ ଷଷ୍ଠ ଶତାବ୍ଦୀରେ ବର୍ଦ୍ଧମାନ ମହାବୀର ଜୈନ ଧର୍ମ ପ୍ରଚାର କରିଥିଲେ ।
ସୂର୍ଯ୍ୟ ଏବଂ ଏହା ଅନ୍ତର୍ଗତ ୮ଟି ଗ୍ରହ, ନକ୍ଷତ୍ର, ଗ୍ରହାଣୁପୁଞ୍ଜ ଇତ୍ୟାଦିଙ୍କୁ ନେଇ ସୌରଜଗତ ଗଠିତ । ୮ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହସ୍ପତି, ଶନି, ୟୁରେନସ୍ ଓ ନେପଚୁନ୍ ସୂର୍ଯ୍ୟକୁ ଅଣ୍ଡାକାର ପଥରେ ପରିକ୍ରମା କରନ୍ତି। ଆଗରୁ ଗ୍ରହ କୁହାଯାଉଥିବା ପ୍ଲୁଟୋକୁ ଏବେ ଗ୍ରହ ମାନ୍ୟତାରୁ ବାହାର କରି ବାମନ ଗ୍ରହ କୁହାଯାଉଛି। ସୂର୍ଯ୍ୟଙ୍କ ନିକଟତମ ୪ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ ଓ ମଙ୍ଗଳ ମୁଖ୍ୟତଃ କଠିନ ହୋଇଥିବା ସ୍ଥଳେ ଦୂରବର୍ତ୍ତୀ ୪ଟି ଗ୍ରହ ଯଥା ବୃହସ୍ପତି, ଶନି, ଦାନବ ଗାସୀୟ ପିଣ୍ଡ ଏବଂ ୟୁରେନସ୍ ଓ ନେପଚୁନ୍ ବରଫ ଗ୍ରହ ଭାବରେ ପରିଚିତ।