ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଇଲେକ୍ଟ୍ରୋନିକ କମର୍ସ (ସାଧାରଣତ ଇ-କମର୍ସ (e-commerce ବା e-comm) ଭାବେ ଜଣାଶୁଣା) ଅଥବା ଇଲେକ୍ଟ୍ରୋନିକ ବିପଣନ ଇଣ୍ଟରନେଟ କିମ୍ବା ଅନ୍ୟାନ୍ୟ କମ୍ପ୍ୟୁଟର ନେଟୱର୍କ ଜରିଆରେ କୌଣସି ଉତ୍ପାଦର କିଣାବିକାକୁ ବୁଝାଇଥାଏ । ଇଲେକ୍ଟ୍ରୋନିକ ଇ-କମର୍ସ ଇଲେକ୍ଟ୍ରୋନିକ ଫଣ୍ଡ ଟ୍ରାନ୍ସଫର, ସପ୍ଲାଇ ଚେନ ମାନେଜମେଣ୍ଟ, ଇଣ୍ଟରନେଟ ମାର୍କେଟିଂ, ଅନଲାଇନ ଟ୍ରାଞ୍ଜେକସନ ପ୍ରସେସିଂ, ଇଲେକ୍ଟ୍ରୋନିକ ଡାଟା ଇଣ୍ଟରଚେଞ୍ଜ (EDI), ଇନଭେଣ୍ଟରି ମାନେଜମେଣ୍ଟ ସିଷ୍ଟମ ଆଉ ସ୍ୱୟଂଚାଳିତ ଡାଟା କଲେକସନ ସିଷ୍ଟମ ଆଦି ଟେକନୋଲୋଜିର ବ୍ୟବହାର କରିଥାଏ । ଯଦିଓ ଏହା ଅନେକ ଗୁଡିଏ ଟେକନୋଲୋଜି ଯଥା; ଇ-ମେଲ, ମୋବାଇଲ ଉପକରଣ ଓ ଟେଲିଫୋନ ଆଦିର ବ୍ୟବହାର କରିଥାଏ ତେବେ ଆଧୁନିକ ଇଲେକ୍ଟ୍ରୋନିକ କମର୍ସ ସାଧାରଣତ ୱାର୍ଲଡ଼ ୱାଇଡ଼ ୱେବ ବ୍ୟବହାର କରି ଅର୍ଥ-ପରିବହନ (ଟ୍ରାଞ୍ଜେକସନ)ର ଜୀବନକାଳ ବ୍ୟବହାର କରିଥାଏ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
କରୋନାଭୂତାଣୁ ରୋଗ ୨୦୧୯ ବା (କୋଭିଡ-୧୯) (କରୋନା, କରୋନାଭାଇରସ, କୋଭିଡ ଆଦି ନାମରେ ମଧ୍ୟ ଜଣା) ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ ଦ୍ୱାରା(SARS କରୋନାଭାଇରସ ୨ କିମ୍ବା SARS-CoV-2) ବ୍ୟାପୁଥିବା ଏକ ସଂକ୍ରାମକ ରୋଗ । ପ୍ରଥମ କରି ଚୀନର ଉହାନଠାରେ ୨୦୧୯ ଡିସେମ୍ବରରେ ଏହା ବାବଦରେ ଜଣା ପଡ଼ିଥିଲା । କରୋନାଭାଇରସ ୨ SARS ଭୂତାଣୁ ସହିତ ସମ୍ବନ୍ଧିତ । ଏହି ରୋଗ ୨୦୧୯-୨୦ କରୋନାଭାଇରସ ବ୍ୟାପିବାର କାରଣ । ପ୍ରଭାବିତ ଲୋକେ ଜ୍ୱର, ଶୁଖିଲା କାଶ, ଥକା ଏବଂ ନିଶ୍ୱାସ ପ୍ରଶ୍ୱାସର ଅସୁବିଧା ଅନୁଭବ କରିପାରନ୍ତି ।ଗଳା ଯନ୍ତ୍ରଣା, ସିଂଘାଣୀ ନାକ କିମ୍ବା ଛିଙ୍କିବା ସେତେ ହୁଏନାହିଁ । ରୋଗର ପ୍ରଭାବ ବଢ଼ିଲେ ଏହା ନିମୋନିଆ ଏବଂ ବହୁ-ଅଙ୍ଗ ଅକାମୀ ଆଡ଼କୁ ଗତି କରିପାରେ ।ସଂକ୍ରମଣ କାଶ କିମ୍ବା ଛିଙ୍କିବା ସମୟରେ ନାକପୁଡ଼ାରୁ ଶ୍ୱାସଦେଇ ନିର୍ଗତ ବୁନ୍ଦା ମାଧ୍ୟମରେ ଜଣେ ବ୍ୟକ୍ତିଙ୍କଠାରୁ ଅନ୍ୟକୁ ବ୍ୟାପିଥାଏ । ସଂସର୍ଗ ହେବାଠାରୁ ରୋଗର ଲକ୍ଷଣ ଆରମ୍ଭ ହେବା ଯାଏ ସମୟ ସାଧାରଣତଃ ୨ରୁ ୧୪ ଦିନ ମଧ୍ୟରେ ଓ ହାରାହାରି ୫ ଦିନ ଧରି ହୋଇଥାଏ । ରୋଗ ନିର୍ଣ୍ଣୟର ମାନକ ପଦ୍ଧତି ହେଉଛି ନାସୋଫାରିଞ୍ଜିଆଲ ସ୍ୱାବ କିମ୍ବା ସ୍ପୁଟମ ନମୁନାରୁ ରିଭର୍ସ ଟ୍ରାନ୍ସକ୍ରିପସନ ପଲିମେରେଜ ଚେନ ରିଆକସନ (rRT-PCR) । ଫଳାଫଳ କିଛି ଘଣ୍ଟାରୁ ୨ ଦିନ ମଧ୍ୟରେ ମିଳିଥାଏ । ରକ୍ତ ସେରମ ନମୁନା ବ୍ୟବହାର କରି ଆଣ୍ଟିବଡି ଅନୁଧ୍ୟାନ (ଇମ୍ୟୁନୋଆସେ) ମଧ୍ୟ ବ୍ୟବହାର କରାଯାଇପାରେ ଓ ଫଳାଫଳ କିଛି ଦିନ ମଧ୍ୟରେ ମିଳିପାରିବ । ନିମୋନିଆର ବୈଶିଷ୍ଟ୍ୟ ଦେଖାଉଥିବା ଲକ୍ଷଣ, ବିପଦ କାରଣ ଏବଂ ଛାତି ସିଟି ସ୍କାନର ମିଶ୍ରଣରୁ ଏହି ସଂକ୍ରମଣ ମଧ୍ୟ ନିର୍ଣ୍ଣୟ କରାଯାଇପାରେ ।
ଲାଇମ ରୋଗ ବା ଲାଇମ ବୋରେଲିଓସିସ ଏକ ପ୍ରକାର ସଂକ୍ରମକ ରୋଗ ଯାହା ବୋରେଲିଆ ଟାଇପର ଏକ ଜୀବାଣୁଦ୍ୱାରା ହୁଏ । ଏହି ସଂକ୍ରମଣର ମୂଖ୍ୟ ଲକ୍ଷଣ ହେଉଛି ବିସ୍ତାର ହେଉଥିବା ଏକ ଲାଲ କ୍ଷେତ୍ର ଯାହା ଏରିଦେମା ମାଇଗ୍ରାନସ ନାମରେ ପରିଚିତ; ଏକ ପ୍ରକାର ଟିଙ୍କ କାମୁଡ଼ିବାର ଏକ ସପ୍ତାହ ପରେ ଏହି କାମୁଡ଼ା ସ୍ଥାନରେ ଆରମ୍ଭ ହୁଏ । ଏହି ଲାଲ ଦାଗ ରାସ କଷ୍ଟପ୍ରଦ ନୁହେଁ ବା କୁଣ୍ଡେଇ ହୁଏ ନାହିଁ । ପ୍ରାୟ ୨୫ % ଲୋକଙ୍କର ଏହି ଦାଗ ମଧ୍ୟ ହୁଏନାହିଁ । ଅନ୍ୟ ପ୍ରାରମ୍ଭିକ ଲକ୍ଷଣ ମଧ୍ୟରେ ଜ୍ୱର, ମୁଣ୍ଡବଥା, ଥକ୍କାଣ ଦେଖାଯାଏ । ଅଣଚିକିତ୍ସିତ ହେଲେ ମୁହଁର ଗୋଟିଏ ପାଖ ଚଳତ ଶକ୍ତିହୀନ, ଗଣ୍ଠିକଷ୍ଟ, ଦୃଢ଼ ବେକ ସହିତ ସାଙ୍ଘାତିକ ମୁଣ୍ଡବଥା ଓ ଦୃତ ହୃଦଗତି ଆଦି ଲକ୍ଷଣ ଦେଖାଯାଏ । ମାସ ମାସ ଓ ବର୍ଷ ବର୍ଷ ପରେ ଗଣ୍ଟି ଯନ୍ତ୍ରଣା ଓ ଫୁଲା ବାରମ୍ବାର ଦେଖାଯାଏ । ବାହୁ ଓ ଗୋଡ଼ରେ ସାମୟିକ ଗତିଶୀଳ ଯନ୍ତ୍ରଣା ହୁଏ । ଉପଯୁକ୍ତ ଚିକିତ୍ସା ସତ୍ତ୍ୱେ ୧୦ରୁ ୨୦ % ରୋଗୀଙ୍କର ଗଣ୍ଠି ଯନ୍ତ୍ରଣା, ସ୍ମରଣ ଶକ୍ତି ହ୍ରାସ ଓ ଅଧିକାଂଶ ସମୟରେ ଥକ୍କା ଅନୁଭବ ହୁଏ । ଇକ୍ସୋଡେସ (Ixodes) ପ୍ରଜାତିର ଟିଙ୍କ (tick) କାମୁଡ଼ିଲେ ମାନବକୁ ଏହି ରୋଗ ବ୍ୟାପେ । ଜୀବାଣୁ ବ୍ୟାପିବା ନିମନ୍ତେ ଟିଙ୍କ ଅନ୍ୟୁନ ୩୬ରୁ ୪୮ ଘଣ୍ଟା ଲାଖି ରହିବା ଆବଶ୍ୟକ । ଉତ୍ତର ଆମେରିକାରେ ବୋରେଲିଆ ବରଡରଫେରି ସେନ୍ସୁ ସ୍ଟିକ୍ଟୋ (Borrelia burgdorferi sensu stricto) ଜୀବାଣୁଦ୍ୱାରା; ୟୁରୋପ ଓ ଏସିଆରେ ବୋରେଲିଆ ଆଫଜେଲି ଓ ବୋରେଲିଆ ଗାରିନିନି (Borrelia afzelii and Borrelia garinii) ଜୀବାଣୁଦ୍ୱାରା ଏହି ରୋଗ ହୁଏ । ମାନବ, ପଶୁ ବା ଖାଦ୍ୟ ମାଧ୍ୟମାରେ ଏହା ବ୍ୟାପେ ନାହିଁ । ଏହି ରୋଗର ଲକ୍ଷଣ, ଇତିହାସ, ଟିଙ୍କ ଲାଗିରହିବା ଇତିହାସ ସାହାଯ୍ୟରେ ରୋଗ ନିର୍ଣ୍ଣୟ କରି ଏହାର ଆଣ୍ଟିବଡି ରକ୍ତରେ ପାଇଲେ ରୋଗ ନିଧାର୍ଯ୍ୟ ହୁଏ । ପ୍ରାରମ୍ଭ କାଳରେ ରକ୍ତ ପରୀକ୍ଷାରେ ସଫଳତା ନ ମିଳି ପାରେ । ଟିଙ୍କ ପରୀକ୍ଷା ପ୍ରତ୍ୟେକ ଟିଙ୍କ ନିମନ୍ତେ ଦରକାର ହୁଏନି । ଏହାର ପ୍ରତିଷେଧ ନିମନ୍ତେ ଟିଙ୍କ କାମୁଡ଼ାରୁ ରକ୍ଷା ପାଇବା ନିମନ୍ତେ ଚେଷ୍ଟା କରିବା ଆବଶ୍ୟକ: ଲମ୍ବା ପ୍ୟାଣ୍ଟ ପିନ୍ଧିବା ଓ ଡିଇଇଟି (DEET) ବ୍ୟବହାର କରିବା । ପୋକନାଶକ ଔଷଧ ଦେଇ ଟିଙ୍କ ମାରିବା ଫଳପ୍ରଦ ହୁଏ । ଟ୍ୱିଜର (tweezer) ବ୍ୟବହାର କରି ଟିଙ୍କ ନିର୍ମୁଳ କରିହେବ । ଟିଙ୍କ କାଢ଼ିବାବେଳେ ତାହା ଦେହରେ ରକ୍ତ ଭରିରହିଥିଲେ ଗୋଟିଏ ଡୋଜ ଡକ୍ସିସାଇକ୍ଲିନ ଦେଇ ସଂକ୍ରମଣ ପ୍ରତିରୋଧ କରିହୁଏ କିନ୍ତୁ ସଂକ୍ରମଣ କ୍ୱଚିତ ହେଉଥିବାରୁ ସାଧାରଣତଃ ଏହା ଦେବାକୁ ପରାମର୍ଶ ଦିଆଯାଏ ନାହିଁ । ସଂକ୍ରମଣ ଆରମ୍ଭ ହେଲେ ଆଣ୍ଟିବାୟୋଟିକ ଯେପରିକି ଡକ୍ସିସାଇକ୍ଲିନ, ଆମୋକ୍ସିସିଲିନ ଓ ସେଫୁରୋକ୍ସିମ ଭଳି ଆଣ୍ଟିବାୟୋଟିକ ଦିଆଯାଏ । ଦୁଇ ତିନି ସପ୍ତାହ ପର୍ଯ୍ୟନ୍ତ ଚିକିତ୍ସା କରାଯାଏ । କେତେକ ଲୋକଙ୍କର ଜ୍ୱର ଓ ମାଂସପେଶୀ ତଥା ଗଣ୍ଠିରେ ଯନ୍ତ୍ରଣା ହୁଏ ଯାହା ଦିନେ ଦୁଇ ଦିନ ରହେ । ଲଗାତାର ଲକ୍ଷଣ ରହିଲେ ଦୀର୍ଘସ୍ଥାୟୀ ଆଣ୍ଟିବାୟୋଟିକ ଦେଲେ ମଧ୍ୟ ଉପକାରୀ ସାବ୍ୟସ୍ତ ହୁଏ ନାହିଁ । ଉତ୍ତର ଗୋଲାର୍ଦ୍ଧରେ ଲାଇମ ରୋଗ ଟିଙ୍କଦ୍ୱାରା ସର୍ବାଧିକ ବ୍ୟାପେ । ଆମେରିକାରେ ହିସାବ ଅନୁସାରେ ବାର୍ଷିକ ୩୦୦,୦୦୦ ଲୋକ ଓ ୟୁରୋପରେ ୬୫,୦୦୦ ଲୋକଙ୍କୁ ଏହି ରୋଗ ହୁଏ । ଗ୍ରୀଷ୍ମ ଆରମ୍ଭରେ ଏହି ରୋଗ ସାଧାରଣତଃ ହୁଏ । ଏହି ରୋଗ ପ୍ରଥମେ ୧୯୭୫ ମସିହାରେ କନେକ୍ଟିକଟଠାରେ (Old Lyme, Connecticut) ଏକ ସ୍ୱତନ୍ତ୍ର ରୋଗ ରୂପେ ଚିହ୍ନଟ ହୋଇଥିଲା ଯାହା ଭୂଲକ୍ରମେ ଜୁଭେନାଇଲ ରିଉମାଟଏଡ ଆର୍ଥ୍ରାଇଟିସ ରୋଗ ଭାବରେ ନିର୍ଣ୍ଣୟ କରାଯାଉଥିଲେ । ସନ ୧୯୮୧ରେ ଉଇଲି ବରଗରଫର (Willy Burgdorfer) ପ୍ରଥମେ ଏହି ଜୀବାଣୁ ବିଷୟରେ ବର୍ଣ୍ଣନା କରିଥିଲେ । କ୍ରନିକ ବା ଦୀର୍ଘସ୍ଥାୟୀ ଲକ୍ଷଣଗୁଡ଼ିକ ଭଲରୂପରେ ବର୍ଣ୍ଣନା କରାଯାଇଛି ଯାହାକୁ ପୋଷ୍ଟ-ଟ୍ରିଟମେଣ୍ଟ ଲାଇମ ରୋଗ କୁହାଯାଉଥିଲା କିନ୍ତୁ ସମ୍ପ୍ରତି କ୍ରନିକ ଲାଇମ ରୋଗ କୁହାଯାଉଛି । କେତେକ ସ୍ୱାସ୍ଥ୍ୟପ୍ରବନ୍ଧକ ମତରେ ଏହା ସଂକ୍ରମଣ ଚାଲୁ ରହିବା ଯୋଗୁ ହେଉଛି କିନ୍ତୁ ଏହା ସତ୍ୟ ବୋଲି ବିଶ୍ୱାସ ହେଉନି । ଆଗରୁ ମିଳୁଥିବା ଲାଇମ ଟିକା ଆଉ ମିଳୁନି । ନୂଆ ଟିକା ନିମନ୍ତେ ଗବେଷଣା ଚାଲିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଛତ୍ରପତି ଶିବାଜୀ ରାଜ ଭୋଁସଲେ ପଶ୍ଚିମ ଭାରତର ମରାଠା ରାଜ୍ୟର ସ୍ଥାପକ ଓ ଶାସକ ଥିଲେ । ମହାରାଷ୍ଟ୍ରରାଜ୍ୟର ପୁନେ ଜିଲ୍ଲାର ଶିବନର ଗିରିଦୁର୍ଗରେ ୧୬୨୭ ଖ୍ରୀଷ୍ଟାବ୍ଦରେ (ମତାନ୍ତରେ ୧୬୩୦ରେ) ଶିବାଜୀ ଜନ୍ମଗ୍ରହଣ କରିଥିଲେ । ଶିବାଜୀଙ୍କ ପିତାଙ୍କ ନାମ ସାହାଜୀ ଭୋଁସଲା ଓ ମାତାଙ୍କ ନାମ ଜିଜାବାଈ । ସାହାଜୀ ପ୍ରଥମେ ଆହମ୍ମଦନଗରର ସୁଲତାନଙ୍କ ପାଖରେ ଚାକିରୀ କରି ପୁନା (ପୁଣେ) ଜାୟଗିରି ପାଇଥିଲେ । ଆହମ୍ମଦନଗରର ପତନ ପରେ ସାହାଜୀ ବିଜାପୁର ସୁଲତାନଙ୍କ ପାଖରେ ଚାକିରୀ କଲେ । ସାହାଜୀ ପୁନାରୁ ଦୂରରେ ରହି ଚାକିରୀ କରିବାରୁ ଶିବାଜୀ ପିଲାଦିନରେ ମାତାଙ୍କ ପାଖରେ ରହି ବିଦ୍ୟାଶିକ୍ଷା ଲାଭ କରିଥିଲେ । ନିଜ ଜନ୍ମଭୂମିକୁ ବିଦେଶୀମାନଙ୍କ କବଳରୁ ମୁକ୍ତକରିବା ଓ ହିନ୍ଦୁ ଜାତି ଓ ହିନ୍ଦୁ ଧର୍ମକୁ ରକ୍ଷା କରିବା ପାଇଁ ସେ ସଂକଳ୍ପ କରିଥିଲେ ।
ଧର୍ମ ହେଉଛି ନିର୍ଦ୍ଦିଷ୍ଟ ଆଚରଣ ଏବଂ ଅଭ୍ୟାସ, ବିଶ୍ୱ ଦୃଷ୍ଟିକୋଣ, ଦିବ୍ଯଗ୍ରନ୍ଥ, ତୀର୍ଥ, ଭବିଷ୍ୟବାଣୀ, ନୈତିକତା ଇତ୍ଯାଦି ଯାହା ମାନବକୁ ଆଲୌକିକ, ଆଧ୍ୟୟନିକ କିମ୍ବା ଆଧ୍ୟାତ୍ମିକ ଉପାଦାନ ସହିତ ଜଡ଼ିତ କରୁଥିବା ସାମାଜିକ-ସାଂସ୍କୃତିକ ବ୍ୟବସ୍ଥା । ତେବେ ସ୍ପଷ୍ଟ ଭାବରେ ଧର୍ମର ସଜ୍ଞା ଉପରେ ଏପର୍ଯ୍ୟନ୍ତ କୌଣସି ଅଧ୍ୟୟନପ୍ରସୂତ ସହମତି ନାହିଁ ।ଭିନ୍ନ ଭିନ୍ନ ଧର୍ମରେ ଦିବ୍ୟ, ପବିତ୍ର ବସ୍ତୁ, ବିଶ୍ୱାସ, ଅଲୌକିକ ଜୀବ କିମ୍ବା ଅଲୌକିକ ଜୀବନ କିମ୍ବା "ଅବଶିଷ୍ଟ ଜୀବନ ପାଇଁ ମାନଦଣ୍ଡ ଏବଂ ଶକ୍ତି ପ୍ରଦାନ କରିବା ଭଳି କିଛି ଚିରନ୍ତନତା ଏବଂ ଅପାର୍ଥିବତା" ଆଦି ବିଷୟ ରହିଥାଇପାରେ କିମ୍ବା ନଥାଇପାରେ । ଧାର୍ମିକ ଅଭ୍ୟାସଗୁଡ଼ିକ ଭିତରେ ରୀତିନିତି, ଧର୍ମୋପଦେଶ, (ଦେବତା ଏବଂ/କିମ୍ବା ସନ୍ଥମାନଙ୍କ ପ୍ରତି) ସ୍ମାରକ କିମ୍ବା ଅତ୍ୟଧିକ ସମ୍ମାନ , ବଳିଦାନ, ପର୍ବ, ଭୋଜି, ପ୍ରଣାମ, ଆରମ୍ଭ, ଅନ୍ତିମକ୍ରିୟା, ବିବାହ କାର୍ଯ୍ୟ, ଧ୍ୟାନ, ପ୍ରାର୍ଥନା, ସଂଗୀତ, କଳା, ନୃତ୍ୟ, ଜନ ସେବା କିମ୍ବା ମାନବ ସଂସ୍କୃତିର ଅନ୍ୟ ଦିଗ ଅନ୍ତର୍ଭୁକ୍ତ ହୋଇପାରେ । ଧର୍ମଗୁଡ଼ିକରେ ବିଭିନ୍ନ ପରାଭୌତିକ କାହାଣୀସବୁ ରହିଛି । ଏସବୁ ପବିତ୍ର ଶାସ୍ତ୍ର, ପ୍ରତୀକ ଏବଂ ପବିତ୍ର ସ୍ଥାନମାନଙ୍କରେ ସଂରକ୍ଷିତ ହୋଇ ରହେ ଏବଂ ତାହାର ଉଦ୍ଦେଶ୍ୟ ସାଧାରଣତଃ ଜୀବନକୁ ଅର୍ଥପୂର୍ଣ୍ଣ କରିବା ଉଦ୍ଦେଶ୍ୟରେ ହୋଇଥାଏ । ଧର୍ମରେ ଥିବା ସାଙ୍କେତିକ କାହାଣୀସବୁକୁ ବେଳେବେଳେ ଅନୁଗାମୀମାନେ ସତ୍ୟ ବୋଲି କହିଥାନ୍ତି । ଏସବୁର ଉଦ୍ଦେଶ୍ୟ ଜୀବନର ଉତ୍ପତ୍ତି, ବ୍ରହ୍ମାଣ୍ଡ ଏବଂ ଅନ୍ୟାନ୍ୟ ଜିନିଷର ବ୍ୟାଖ୍ୟା କରିବା । ପାରମ୍ପରିକ ଭାବେ କାରଣ ରହିତ ବିଶ୍ୱାସକୁ ଧାର୍ମିକ ବିଶ୍ୱାସର ଉତ୍ସ ଭାବେ ବିବେଚନା କରାଯାଇଛି ।ବିଶ୍ୱରେ ପ୍ରାୟ ୧୦,୦୦୦ରୁ ଅଧିକ ଧର୍ମ ରହିଛି । ବିଶ୍ୱ ଜନସଂଖ୍ୟାର ୮୪ ଭାଗ ଲୋକ ଖ୍ରୀଷ୍ଟ, ହିନ୍ଦୁ, ଇସ୍ଲାମ, ବୌଦ୍ଧ ତଥା ଲୋକପ୍ରଥା ସହ ଯୋଡି ହୋଇଛନ୍ତି । ଅବଶିଷ୍ଟ ଲୋକମାନେ ନିଜକୁ କୌଣସି ନିର୍ଦ୍ଦିଷ୍ଟ ଧର୍ମର ବୋଲି ଭାବନ୍ତି ନାହିଁ କିମ୍ବା ସେମାନେ ନିଜକୁ ନାସ୍ତିକ ବୋଲି ମାନନ୍ତି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଅନ୍ତର୍ଜାତୀୟ ମାତୃଭାଷା ଦିବସ ପ୍ରତିବର୍ଷ ଫେବୃଆରୀ ୨୧ ତାରିଖରେ ବିଶ୍ୱବ୍ୟାପୀ ଭାଷାଗତ ଓ ଚଳଣିଗତ ବିଭିନ୍ନତା ତଥା ବହୁ ଭାଷା ପଣ ପ୍ରଚାର ନିମନ୍ତେ ପାଳିତ ହୋଇଥାଏ । ଏହା ପ୍ରଥମେ ଇଉନେସ୍କୋଦ୍ୱାରା ୧୯୯୯ ମସିହା ନଭେମ୍ବର ୧୭ରେ ଆରମ୍ଭ ହୋଇଥିଲା । ଏହାର ପାଳନ ପ୍ରଥମେ ମିଳିତ ଜାତିସଂଘ ସାଧାରଣ ସଭାରେ ୨୦୦୮ ମସିହା ଅନ୍ତର୍ଜାତୀୟ ଭାଷା ବର୍ଷରେ ଗୃହୀତ ହୋଇଥିଲା ।ଅନ୍ତର୍ଜାତୀୟ ମାତୃଭାଷା ଦିବସ ୨୦୦୦ ମସିହା ଫେବୃଆରୀ ପରଠାରୁ ପ୍ରତିବର୍ଷ ଭାଷାଗତ ଓ ଚଳଣିଗତ ବିଭିନ୍ନତା ତଥା ବହୁ ଭାଷା ପଣ ପ୍ରଚାର ନିମନ୍ତେ ପାଳିତ ହୋଇଆସୁଛି । ଏହି ଦିବସଟି ୧୯୫୨ ମସିହାରେ ସେତେବେଳର ପାକିସ୍ତାନରେ ବଙ୍ଗଳା ଭାଷାକୁ ଦୁଇଟି ରାଷ୍ଟ୍ରୀୟ ଭାଷାର ମାନ୍ୟତା ଦାବୀ କରୁଥିବା ଢାକା ବିଶ୍ୱବିଦ୍ୟାଳୟ, ଜଗନ୍ନାଥ ବିଶ୍ୱବିଦ୍ୟାଳୟ, ଢାକା ମେଡ଼ିକାଲ କଲେଜର ଛାତ୍ରମାନଙ୍କ ଅଧୁନା ବଙ୍ଗଳାଦେଶର ରାଜଧାନୀ ଢାକାର ଉଚ୍ଚନ୍ୟାୟାଳୟ ନିକଟରେ ପୁଲିସ ଗୁଳିରେ ପ୍ରାଣ ହରାଇବାର ସ୍ମୃତିରେ ପାଳିତ ହୋଇଥାଏ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଜଗନ୍ନାଥ ମନ୍ଦିର (ବଡ଼଼଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼଼଼ଦେଉଳ ଏବଂ ବଡ଼଼଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ମାୟା ରାଓ (୨ ମଇ ୧୯୨୮ - ୧ ସେପ୍ଟେମ୍ବର ୨୦୧୪) ଜଣେ ଭାରତୀୟ ଶାସ୍ତ୍ରୀୟ ନୃତ୍ୟଶିଳ୍ପୀ, କୋରିଓଗ୍ରାଫର ଏବଂ କଥକ ନୃତ୍ୟରେ ଶିକ୍ଷକ ଥିଲେ । ସେ କଥକ କୋରିଓଗ୍ରାଫିରେ ବିଶେଷ ଭାବରେ ନୃତ୍ୟନାଟିକାରେ ତାଙ୍କର ଅଗ୍ରଗାମୀ କାର୍ଯ୍ୟ ପାଇଁ ଜଣାଶୁଣା ଏବଂ ଉତ୍ତର ଭାରତୀୟ ଶୈଳୀରେ କଥକ ନୃତ୍ୟକୁ ଦକ୍ଷିଣ ଭାରତକୁ ଆଣିବା ସମୟରେ ତାଙ୍କୁ ସମ୍ମାନିତ କରାଯାଇଥିଲା ଯେତେବେଳେ ସେ ୧୯୮୭ ମସିହାରେ ବାଙ୍ଗାଲୋରର ମାଲେଶ୍ୱରମରେ "ନାଟ୍ୟ ଇନଷ୍ଟିଚ୍ୟୁଟ୍ ଅଫ୍ କଥକ ଆଣ୍ଡ କୋରିଓଗ୍ରାଫି" (NIKC) ଡ୍ୟାନ୍ସ ସ୍କୁଲ ଖୋଲିଥିଲେ । ସେ ବାଙ୍ଗାଲୋରରେ ଅବସ୍ଥିତ ନିଜ ନୃତ୍ୟ ଅନୁଷ୍ଠାନ "ନାଟ୍ୟ ଆଜ୍ଞଡ ଷ୍ଟିମ ଡ୍ୟାନ୍ସ କମ୍ପାନୀ" ର ପ୍ରତିଷ୍ଠାତା ନିର୍ଦ୍ଦେଶକ ମଧ୍ୟ ଥିଲେ, ଯାହା NIKC ଏବଂ STEM ଡ୍ୟାନ୍ସ କମ୍ପାନୀର ମିଶ୍ରଣ ଅଟେ (ତାଙ୍କ ଝିଅ ମଧୁ ନଟରାଜଙ୍କ ଦ୍ୱାରା ପ୍ରତିଷ୍ଠିତ) । ତାଙ୍କର ପ୍ରାରମ୍ଭିକ ତାଲିମ ପରେ ସେ ଦିଲ୍ଲୀର "ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ କଥକ ଡ୍ୟାନ୍ସ"ରେ ଜୟପୁର ଘାରାର ଗୁରୁ ସୋହାନଲାଲ, ଜୟପୁର ଘରାନାର ଗୁରୁ ସୁନ୍ଦର ପ୍ରସାଦ ଏବଂ ଲକ୍ଷ୍ନୌ ଘରାନାର ଗୁରୁ ଶମ୍ଭୁ ମହାରାଜଙ୍କ ଠାରୁ ପ୍ରଶିକ୍ଷଣ ନେଇଥିଲେ ।
ବରାହମିହିର (ସନ ୫୦୫- ସନ ୫୮୭) ହେଉଛନ୍ତି ଜଣେ ମହାନ୍ ଭାରତୀୟ ଗଣିତଜ୍ଞ, ଜ୍ୟୋତିର୍ବିଦ ଓ ଖଗୋଳ ବିଜ୍ଞାନୀ। ସେ କେବଳ ବରାହ ବା ମିହିର ଭାବେ ମଧ୍ୟ ପରିଚିତ। ତାଙ୍କର ଜନ୍ମ ଉଜ୍ଜୟିନୀରେ ହୋଇଥିଲା ।ପିତା ଆଦିତ୍ୟଦାସଙ୍କଠାରୁ ପାରମ୍ପାରିକ ଗଣିତ ଏବଂ ଜ୍ୟୋତିଷ ଶାସ୍ତ୍ର ଅଧ୍ୟୟନ କରି ସେଥିରେ ଅନେକ ସଂସ୍କାର ଆଣିଥିଲେ। ଗୁପ୍ତ ସାମ୍ରାଜ୍ୟର ବିକ୍ରମାଦିତ୍ୟ(ଚନ୍ଦ୍ରଗୁପ୍ତ-୨ୟ)ଙ୍କ ରାଜସଭାରେ ସେ ନବରତ୍ନଙ୍କ ମଧ୍ୟରେ ସ୍ଥାନ ପାଇଥିଲେ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଦାଶରଥି ଦାସ (ଜନ୍ମ: ୨୭ ଜୁଲାଇ ୧୯୩୬), ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ, ପ୍ରାବନ୍ଧିକ ତଥା ସମାଲୋଚକ । ସେ କେନ୍ଦ୍ରାପଡ଼ା ଜିଲ୍ଲାର ଅୟତପୁରଠାରେ ୧୭ ଜୁଲାଇ ୧୯୩୬ରେ ଜନ୍ମଗ୍ରହଣ କରିଥିଲେ । ସେ ରେଭେନ୍ସା ମହାବିଦ୍ୟାଳୟ ଓ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଅଧ୍ୟାପନା କରିଥିଲେ ଏବଂ ସାହିତ୍ୟର ବିଭିନ୍ନ ବିଭାଗ ଉପରେ ଆଧାରିତ ପ୍ରାୟ ଦଶରୁ ଉର୍ଦ୍ଧ ପୁସ୍ତକ ରଚନା କରିସାରିଛନ୍ତି ।
ମହୀଶୂର ଭେଙ୍କଟାପ୍ପା ସୁବ୍ବାୟା ନାଇଡୁ (୧୮୯୬ - ୨୧ ଜୁଲାଇ ୧୯୬୨) ନୀରବ ଚଳଚ୍ଚିତ୍ର ଯୁଗରେ ଜଣେ ଭାରତୀୟ ମଞ୍ଚ କଳାକାର ଥିଲେ । ସେ ଜଣେ ଅଭିନେତା ଏବଂ ନିର୍ଦ୍ଦେଶକ ଥିଲେ, କନ୍ନଡରେ ସତୀ ସୁଲୋଚାନା (୧୯୩୪) ଚଳଚ୍ଚିତ୍ର ପାଇଁ ଜଣାଶୁଣା, ଯାହାକି ପ୍ରଥମ କନ୍ନଡ ଶବ୍ଦ ସମ୍ବଳିତ ସିନେମା ଅଟେ । କନ୍ନଡ଼ର ପ୍ରଥମ ଚଳଚ୍ଚିତ୍ର 'ସତୀ ସୁଲୋଚାନା' ମାର୍ଚ୍ଚ ୩ ରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରି ଏକ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିର ଜେନେରେସନ ସୃଷ୍ଟି କରିଥିଲା ଯାହା ପ୍ରାୟ ନଅ ଦଶନ୍ଧି ପରେ ସର୍ବଶ୍ରେଷ୍ଠ ଭାବରେ ବୃଦ୍ଧି ପାଇଛି । ଅନେକ କ୍ଷେତ୍ରରେ ଏକ ଉଲ୍ଲେଖନୀୟ ସଫଳତା, ଏହି ଚଳଚ୍ଚିତ୍ରଟି କନ୍ନଡ ଉତ୍ତରାଧିକାରର ଏକ ଅବିଶ୍ୱସନୀୟ ମହତ୍ୱପୂର୍ଣ୍ଣ ଅଂଶ ଏବଂ ଦେଶରେ ବିଦ୍ୟମାନ ଥିବା ଚତୁରତା ଏବଂ ଚିତ୍ରକରର ପ୍ରଥମ ଉଦାହରଣ । ତେଲୁଗୁ ଭୁକାଇଲା ଏବଂ କନ୍ନଡରେ ଭକ୍ତ ପ୍ରହଲାଦ (୧୯୫୮) ପାଇଁ ମଧ୍ୟ ଜଣାଶୁଣା । ସେ ପ୍ରଥମ କନ୍ନଡ ଚଳଚ୍ଚିତ୍ରରେ ଅଭିନୟ କରିଥିଲେ ଏବଂ କନ୍ନଡ ସିନେମାରେ ପାର୍ଥକ୍ୟ ଆଣିଥିଲେ । ସେ କନ୍ନଡ ଅଭିନେତା ଲୋକେଶଙ୍କ ପିତା ତଥା କନ୍ନଡ ଟିଭି ବ୍ୟକ୍ତିତ୍ୱ ଶ୍ରୀଜନ ଲୋକେଶଙ୍କ ଜେଜେବାପା ଥିଲେ । ଥିଏଟରରେ ତାଙ୍କର କାର୍ଯ୍ୟକୁ ସ୍ୱୀକୃତି ଦେଇ ତାଙ୍କୁ ୧୯୬୧ ମସିହାରେ ସଂଗୀତ ନାଟକ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥିଲା ।
ଅମଲା ଶଙ୍କର (ଅମଲା ନନ୍ଦୀ: ୨୭ ଜୁନ ୧୯୧୯ - ୨୪ ଜୁଲାଇ ୨୦୨୦) ଜଣେ ଭାରତୀୟ ନର୍ତ୍ତକୀ ଥିଲେ । ସେ ନୃତ୍ୟଶିଳ୍ପୀ ତଥା କୋରିଓଗ୍ରାଫର ଉଦୟ ଶଙ୍କରଙ୍କ ପତ୍ନୀ, ସଂଗୀତଜ୍ଞ ଆନନ୍ଦ ଶଙ୍କର ଏବଂ ନୃତ୍ୟଶିଳ୍ପୀ ମମତା ଶଙ୍କରଙ୍କ ମା' ଏବଂ ସଙ୍ଗୀତକାର ତଥା ରଚନାକାର ରବି ଶଙ୍କରଙ୍କ ବୋହୂ ଥିଲେ । ସ୍ୱାମୀ ଉଦୟ ଶଙ୍କରଙ୍କ ଦ୍ୱାରା ଲିଖିତ, ପ୍ରଯୋଜିତ ତଥା ନିର୍ଦ୍ଦେଶିତ ଫିଲ୍ମ କଳ୍ପନା ଚଳଚ୍ଚିତ୍ରରେ ଅମଲା ଶଙ୍କର ଅଭିନୟ କରିଥିଲେ । ସେ ୨୪ ଜୁଲାଇ ୨୦୨୦ ମସିହା ଶୁକ୍ରବାର ଦିନ ପଶ୍ଚିମବଙ୍ଗର କୋଲକାତା, ଭାରତରେ ୧୦୧ ବର୍ଷ ବୟସରେ ମୃତ୍ୟୁବରଣ କରିଛନ୍ତି ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରାଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଆର୍ଯ୍ୟଭଟ୍ଟ ଭାରତର ପ୍ରଥମ କୃତ୍ରିମ ଉପଗ୍ରହ। ଏହା ମହାନ ଭାରତୀୟ ଗଣିତଜ୍ଞ ଆର୍ଯ୍ୟଭଟ୍ଟଙ୍କ ନାମରେ ନାମିତ କରାଯାଇଥିଲା। ସୋଭିଏତ ଋଷିଆର ସହାୟତାରେ ସଫଳତାର ସହ ଉତକ୍ଷେପଣ କରାଯାଇଥିବା ଏହି ମିଶନ ଭାରତୀୟ ବୈଜ୍ଞାନିକ ଓ ଇଞ୍ଜିନିୟରମାନଙ୍କର ଦକ୍ଷତା ଓ ନିଷ୍ଠାର ପରିଚୟ ଦେବା ସହ, ଭାରତରେ ମହାକାଶ ବିଜ୍ଞାନ ପାଇଁ ଏକ ନୂତନ ଆଗ୍ରହ ସୃଷ୍ଟି କରିଥିଲା। ୧୯୭୫ ଏପ୍ରିଲ ୧୯ରେ ଭାରତ ତିଆରି ପ୍ରଥମ କୃତ୍ରିମ ଉପଗ୍ରହ ସଫଳତାର ସହିତ ମହାକାଶକୁ ପ୍ରେରଣ କରାଗଲା।
ଚାର୍ଲସ୍ ଡାରଉଇନ୍ ହେଉଛନ୍ତି ବିଶ୍ୱବିଖ୍ୟାତ ପ୍ରକୃତିବାଦୀ ଏବଂ ଭୂତତ୍ତ୍ୱବିଜ୍ଞାନୀ | “ବିବର୍ତ୍ତନବାଦ"ର ପୁରୋଧା ଭାବେ ସେ ଅଶେଷ ଖ୍ୟାତ | ସେ ପ୍ରଥମେ ପ୍ରମାଣିତ କରିଥିଲେ ଯେ ପୃଥିବୀର ପ୍ରତ୍ୟେକ ଶ୍ରେଣୀର ପ୍ରାଣୀର ପୁର୍ବଜ ହେଉଛନ୍ତି ଏକ ଅର୍ଥାତ ପ୍ରତ୍ୟେକ ପ୍ରାଣୀର ସୃଷ୍ଟି ଗୋଟିଏ ପ୍ରାଣୀରୁ ହୋଇଛି | ଯୁଗ୍ମ ଭାବେ ଡାରଉଇନ୍ ଏବଂ ଆଲଫ୍ରେଡ୍ ରସେଲ୍ ୱାଲେସ ଏକ ବୈଜ୍ଞାନିକ ମତପୋଷଣ କରିଥିଲେ ଯେଉଁଥିରେ ସେ ଦର୍ଶାଇ ଥିଲେ ଯେ ବିବର୍ତ୍ତନବାଦର ଶାଖା ପ୍ରଶାଖାର ନିମନ୍ତେ "ପ୍ରାକୃତିକ ଚୟନ(ନାଚୁରାଲ୍ ସିଲେକ୍ସନ୍ )" ଦାୟୀ |୧୮୫୯ ମସିହାରେ ସେ ଏକ ପୁସ୍ତକ ପ୍ରକାଶ କରିଥିଲେ ଯାହାର ନାମ ଥିଲା "ଅନ୍ ଦି ଅରିଜିନ୍ ଅଫ୍ ସ୍ପେସିଜ୍ '| ଏହି ପୁସ୍ତକଟି ବୈଜ୍ଞାନିକ ସମୁଦାୟ ଏବଂ ସାଧାରଣ ଲୋକଙ୍କ ମଧ୍ୟରେ ଖୁବ୍ ଲୋକପ୍ରିୟ ହୋଇପାରିଥିଲା | ୧୮୭୦ ମସିହା ସୁଦ୍ଧା ବିବର୍ତ୍ତନବାଦକୁ ସମସ୍ତେ ଆପଣେଇପାରିଥିଲେ | ଡାରଉଇନଙ୍କ ବୈଜ୍ଞାନିକ ମତ ପ୍ରାଣୀ ବିଜ୍ଞାନକୁ ଏକ ନୂତନ ଦିଗନ୍ତ ପ୍ରଦାନ କରିଥିଲା | ଏହା ମଧ୍ୟ ଜୀବନର ବିବିଧତାକୁ ଅନେକ ପରିମାଣରେ ବୁଝାଇବାରେ ସକ୍ଷମ ହୋଇପାରିଥିଲା |
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
{{Use British English|date=November 2011}} ଶ୍ରୀନିବାସ ରାମାନୁଜନ (pronunciation ) (୨୨ ଡିସେମ୍ବର ୧୮୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ 'ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ଲାଚ୍ଚୁ ମହାରାଜ (୧୯୦୧–୧୯୭୮) ଜଣେ ଭାରତୀୟ ଶାସ୍ତ୍ରୀୟ ନୃତ୍ୟଶିଳ୍ପୀ ଏବଂ କଥକ ନୃତ୍ୟର କୋରିଓଗ୍ରାଫର ଥିଲେ । ସେ ଲକ୍ଷ୍ନୌର ଏକ ବିଶିଷ୍ଟ କଥକ ପ୍ରଦର୍ଶକଙ୍କ ପରିବାରରୁ ଆସିଥିଲେ ଏବଂ ଚଳଚ୍ଚିତ୍ର କୋରିଓଗ୍ରାଫର, ହିନ୍ଦୀ ସିନେମାରେ କାର୍ଯ୍ୟ କରିଥିଲେ । ସେ ମୁଖ୍ୟତଃ ମୋଗଲ-ଏ-ଆଜାମ (1960) ଏବଂ ପାକିଜା (1972) ରେ କାମ କରିଛନ୍ତି । ତାଙ୍କୁ ୧୯୫୭ ସଂଗୀତ ନାଟକ ଏକାଡେମୀ ପୁରସ୍କାର, କଳାକାର ପ୍ରଦର୍ଶନ ପାଇଁ ସର୍ବୋଚ୍ଚ ପୁରସ୍କାର, ସଂଗୀତ ନୃତ୍ୟ ଏକାଡେମୀ ପୁରସ୍କାର, ସଂଗୀତ, ନୃତ୍ୟ ଏବଂ ନାଟକ ପାଇଁ ଭାରତର ଜାତୀୟ ଏକାଡେମୀ ସଂଗୀତ ନାଟକ ଏକାଡେମୀ ଦ୍ୱାରା ପ୍ରଦାନ କରାଯାଇଥିଲା । ସେ ପଣ୍ଡିତ ବିର୍ଜୁ ମହାରାଜଙ୍କ ପୈତୃକ ଥିଲେ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଭାରତ ମାତା (ଇଂରାଜୀ ଭାଷାରେ Bhārat Mātā, Mother India, (Hindi, from Sanskrit Bhāratāmbā/ ଭାରତାମ୍ବା/ भारताम्बा; अम्बा/ ଅମ୍ବା ଅର୍ଥା ମାତା) ଭାରତକୁ ମାନବୀକରଣ କରି ମା ଠାକୁରାଣୀ (mother goddess) ଆଖ୍ୟା ଦିଆଯାଇଥିବା ନାମକୁ କୁହାଯାଏ । ସାଧାରଣତଃ ତାଙ୍କୁ ଏକ ମହିଳା ଭାବରେ ଗେରୁଆ (saffron) ରଙ୍ଗର ଶାଢ଼ୀ ପିନ୍ଧେଇ ଗୋଟିଏ ଭାରତର ଜାତୀୟ ପତାକା ଧରିଥିବା ପ୍ରଦର୍ଶନ କରାଯାଏ ଓ କ୍ୱଚିତ ସାଥିରେ ଏକ ସିଂହ (lion) ମଧ୍ୟ ଥାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଗୋପୀ କୃଷ୍ଣ (୨୨ ଅଗଷ୍ଟ ୧୯୩୫ - ୧୮ ଫେବୃଆରୀ ୧୯୯୪) ଜଣେ ଭାରତୀୟ କଥକ ନୃତ୍ୟଶିଳ୍ପୀ, ଅଭିନେତା ଏବଂ କୋରିଓଗ୍ରାଫର ଥିଲେ । ସେ ଭରତନାଟ୍ୟମ ମଧ୍ୟ ଅଧ୍ୟୟନ କରିଥିଲେ । ୧୯୫୨ ମସିହାରେ ମାତ୍ର ସତର ବର୍ଷ ବୟସରେ, ଯେତେବେଳେ ଗୋପୀ କୃଷ୍ଣଙ୍କୁ କୋରିଓଗ୍ରାଫ୍ ନୃତ୍ୟରେ ନିଯୁକ୍ତି ଦିଆଯାଇଥିଲା ସେ ହିନ୍ଦୀ ଚଳଚ୍ଚିତ୍ର ଇତିହାସର ସବୁଠାରୁ କନିଷ୍ଠ କୋରିଓଗ୍ରାଫର ହୋଇଥିଲେ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
{{Infobox person | name = ଚାଣକ୍ୟ | image = Chanakya.jpg | image_size = | alt = | caption = An artist's imagination of Chanakya | birth_date = c. 370 BCE | birth_place =ଜନ୍ମ ସ୍ଥାନ ବିବାଦୀୟ , କେତେକଙ୍କ ମତରେ ପାଟଳୀପୁତ୍ର, ତକ୍ଷଶିଳା ଏବଂ ଦକ୍ଷିଣ ଭାରତ | death_date = c. 283 BCE | death_place = ପାଟଳୀପୁତ୍ର | other_names = କୈଟିଲ୍ୟ, ବିଷ୍ଣୁଗୁପ୍ତ | alma_mater = ତକ୍ଷଶିଳା | occupation = Professor and royal advisor | known_for = Foundation of the ମୌର୍ଯ୍ୟ ସାମ୍ରାଜ୍ୟ | notable_works = ଅର୍ଥଶାସ୍ତ୍ର (authorship disputed), ଚାଣକ୍ୟ ନୀତି | influences = | influenced = | footnotes = କୌଟିଲ୍ୟ (ଖ୍ରୀ.ପୂ.
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।
ଓଡ଼ିଶାରେ ଫଗୁ ଦଶମୀରୁ ଦୋଳ ଯାତ୍ରା ଆରମ୍ଭ ହୋଇଥାଏ । ଏହାର ଗୁରୁତ୍ୱ ବୈଷ୍ଣବ ଧର୍ମ ପରମ୍ପରାର ପ୍ରଚାର ଓ ପ୍ରସାର ସହିତ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ତେବେ ଏହା ମୁଖ୍ୟତଃ ଗ୍ରାମ ଗ୍ରାମ ମଧ୍ୟରେ, ଗୋଷ୍ଠୀ ଗୋଷ୍ଠୀ ମଧ୍ୟରେ, ବ୍ୟକ୍ତି ବ୍ୟକ୍ତି ମଧ୍ୟରେ ଏକ ସ୍ନେହ, ସଦ୍ଭାବ ଓ ପାରମ୍ପାରିକ ସୌହାର୍ଯ୍ୟର ପରିଚାୟକ ପର୍ବ ଭାବରେ ପାଳିତ ହୋଇଥାଏ । ପୃଥିବୀରେ ନୂତନ ଶିହରଣ ଜଗାଇ ପାରିବା ଭଳି ଶକ୍ତିରେ ଶକ୍ତିମନ୍ତ ଋତୁରାଜ ବସନ୍ତକୁ ସ୍ୱାଗତ ଜଣାଇବା ପାଇଁ ଦୋଳଯାତ୍ରାର ଆୟୋଜନ ବୋଲି ଗ୍ରହଣ କରାଯାଇଥାଏ। ଦ୍ୱାଦଶ ଶତାବ୍ଦୀର ଓଡ଼ିଆ ଜ୍ୟୋତିର୍ବିଦ ଶତାନନ୍ଦଙ୍କ ରଚିତ ଶତାନନ୍ଦ ସଂଗ୍ରହରେ ଦୋଳଯାତ୍ରା ସଂପର୍କରେ ବିଭିନ୍ନ ବର୍ଣ୍ଣନାରୁ ସ୍ପଷ୍ଟ ଅନୁମିତ ହୁଏ ଯେ ଅତି କମରେ ଦୀର୍ଘ ଆଠଶହ ବର୍ଷ ତଳୁ ଓଡ଼ିଶାରେ ଦୋଳଯାତ୍ରା ପାଳିତ ହୋଇ ଆସୁଛି । ସାଧାରଣତଃ ଏହି ଯାତ୍ରା ପାଞ୍ଚଦିନ ପାଇଁ ମହାସମାରୋହରେ ପାଳିତ ହୋଇ ରଜଦୋଳ ବା ପଞ୍ଚୁଦୋଳ ନାମରେ ନାମିତ ହୋଇଥାଏ । କେତେକ ସ୍ଥାନରେ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ଆରମ୍ଭ ହୋଇ ପାଞ୍ଚଦିନ ପର୍ଯ୍ୟନ୍ତ ପଞ୍ଚଦୋଳ ଭାବେ ଯାତ୍ରା ପାଳନ କରାଯିବାବେଳେ ଆଉ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନକୁ ପର୍ବର ଶେଷ ଦିବସ ରୂପେ ରଜଦୋଳ ନାମରେ ନାମିତ ହୋଇ ଏହି ଯାତ୍ରା ଶେଷହୁଏ । ଯେଉଁ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନରୁ ଆରମ୍ଭ ହୋଇ ଛଅଦିନ ପର୍ଯ୍ୟନ୍ତ ଏହି ପର୍ବ ପାଳିତ ହୋଇଥାଏ, ସେଠାରେ ଛଅଦୋଳ ଏବଂ ଯେଉଁଠି ନଅଦିନ ପର୍ଯ୍ୟନ୍ତ ପାଳନ କରାଯାଇପାରେ ସେଠାରେ ଏହାକୁ ନବଦୋଳ ବୋଲି କୁହାଯାଏ। ଅନେକ ସ୍ଥାନରେ ସାତଦିନ ଓ ଦଶଦିନ ଧରି ଦୋଳଯାତ୍ରା ଆୟୋଜିତ ହେବାର ଦୃଷ୍ଟାନ୍ତ ମଧ୍ୟ ରହିଛି ।
ଗୋପାଳ ଛୋଟରାୟ (୨୦ ଅପ୍ରେଲ ୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ସମ୍ମାନିତ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।
ଶ୍ରୀନିବାସ ଉଦ୍ଗାତା (ଜନ୍ମ: ୭ ଜାନୁଆରୀ ୧୯୩୫) ଜଣେ ଓଡ଼ିଆ କବି, ଲେଖକ, ଔପନ୍ୟାସିକ, ନାଟ୍ୟକାର ଏବଂ ଅନୁବାଦକ । ଉଦ୍ଗାତା ବିଭିନ୍ନ ସାହିତ୍ୟ ଅନୁଷ୍ଠାନ ସହିତ ଜଡ଼ିତ ରହି ଓଡ଼ିଆ ସାହିତ୍ୟର ପ୍ରଚାର କରିଛନ୍ତି । ତାଙ୍କର ଏଯାବତ ପ୍ରାୟ ୨୧୦ ଖଣ୍ଡ ପୁସ୍ତକ ପ୍ରକାଶିତ ହୋଇସାରିଛି । ୧୯୯୪ରୁ ୧୯୯୭ ମସିହା ପର୍ଯ୍ୟନ୍ତ ସେ ଓଡ଼ିଶା ସାହିତ୍ୟ ଏକାଡେମୀର ଅଧ୍ୟକ୍ଷ ଭାବରେ କାର୍ଯ୍ୟନିର୍ବାହ କରିଛନ୍ତି । ସାହିତ୍ୟ ପାଇଁ ତାଙ୍କର ଅବଦାନ ନିମନ୍ତେ ୨୦୦୮ ମସିହାରେ ପଦ୍ମଶ୍ରୀ ଉପାଧୀରେ ସମ୍ମାନୀତ ।
ଚନ୍ଦନଯାତ୍ରା ଶ୍ରୀମନ୍ଦିରରେ ସବୁଠୁ ଅଧିକ ଦିନ ଧରି ପାଳିତ ହେଉଥିବା ଏକ ପର୍ବ । ଏହା ବୈଶାଖ ଶୁକ୍ଳ ତୃତୀୟା (ଅକ୍ଷୟ ତୃତୀୟା)ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ (ସ୍ନାନପୂର୍ଣ୍ଣିମାର ପୂର୍ବଦିନ) ପର୍ଯ୍ୟନ୍ତ ମୋଟ ୪୨ ଦିନ ଧରି ଅନୁଷ୍ଠିତ ହୋଇଥାଏ । ଏହା ଅକ୍ଷୟ ତୃତୀୟାଠାରୁ ଜ୍ୟେଷ୍ଠ କୃଷ୍ଣ ଅଷ୍ଟମୀ ପର୍ଯ୍ୟନ୍ତ ୨୧ଦିନ ନରେନ୍ଦ୍ର ପୁଷ୍କରଣୀରେ ବାହାର ଚନ୍ଦନଯାତ୍ରା ରୂପେ ଓ ପରବର୍ତ୍ତୀ ୨୧ଦିନ (ଜ୍ୟୈଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ) ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ଚନ୍ଦନ ରୂପେ ପାଳିତ ହୋଇଥାଏ ।
ଗୋଲୋକ ବିହାରୀ ଧଳ (୧୫ ଡିସେମ୍ବର ୧୯୨୧- ୨୪ ଜୁନ ୧୯୭୪) ଓଡ଼ିଆ ପ୍ରବନ୍ଧ ସାହିତ୍ୟରେ ଜଣେ ଭାଷାତତ୍ତ୍ୱବିତ, ପ୍ରଫେସର, ଧ୍ୱନି ତତ୍ତ୍ୱବିତ୍, ଅନୁବାଦକ, ପ୍ରାବନ୍ଧିକ ଓ ଭ୍ରମଣ କାହାଣୀ ଲେଖକ ଥିଲେ । ଜଣେ ପ୍ରାବନ୍ଧିକ ଭାବେ ସେ ବିଭିନ୍ନ ଗଠନମୂଳକ ମୂକ୍ୟବୋଧ ତଥା ଓଡ଼ିଶାର ସମାଜ, ଶିକ୍ଷା, ସଂସ୍କୃତି ଓ ପରମ୍ପରା ଉପରେ ପ୍ରବନ୍ଧମାନ ରଚନା କରୁଥିଲେ । ଭାରତର ଜାତୀୟ ଜୀବନର ତ୍ରୁଟିବିଚ୍ୟୁତି ଉପରେ ତାଙ୍କର କିଛି ପ୍ରବନ୍ଧ ରଚିତ । ତାଙ୍କ ପ୍ରବନ୍ଧମାନ ସରଳ, ସଂକ୍ଷିପ୍ତ ଓ ଇଙ୍ଗିତଧର୍ମୀ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ୟୁଟୁବ ଏକ ଆମେରିକୀୟ ୱେବସାଇଟ, ଯେଉଁଠାରେ ଭିଡିଓକୁ ଅପଲୋଡ କରି ଅନ୍ୟମାନଙ୍କ ସହିତ ସେୟାର କରାଯାଏ । ଏହା ଫେବୃଆରୀ ୨୦୦୫ ମସିହାରେ ପେପାଲ୍ କଂପାନୀର କିଛି ପୂର୍ବତନ କର୍ମଚାରୀଙ୍କଦ୍ୱାରା ଆରମ୍ଭ ହୋଇଥିଲା । ଏହାର ମୁଖ୍ୟ କାର୍ଯ୍ୟାଳୟ ସାନ୍ ବ୍ରୁନୋ, କାଳିଫର୍ନିଆରେ ଅବସ୍ଥିତ । ୨୦୦୬ ମସିହାରେ ଏହାକୁ ଗୁଗୁଲ କିଣିନେଇଥିଲା । ଗୁଗୁଲ୍ ସର୍ଚ୍ଚ ପରେ ଏହା ହେଉଛି ୨ୟ ୱେବ୍ସାଇଟ୍ ଯେଉଁଠିକୁ ଅଧିକ ଲୋକ ବ୍ୟବହାର କରନ୍ତି । ମଇ ୨୦୧୯ର ଏକ ରିପୋର୍ଟ ଅନୁସାରେ, ୟୁଟ୍ୟୁବ୍ରେ ପ୍ରତି ମିନିଟ୍ରେ ୫୦୦ ଘଣ୍ଟାରୁ ଅଧିକ ଭିଡିଓ ଅପଲୋଡ଼ କରାଯାଉଥିଲା ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଓଡ଼ିଶାରେ ବିଭିନ୍ନ ସମୟରେ ଓଡ଼ିଆ ଭାଷା ପାଇଁ ହୋଇଥିବା ଆନ୍ଦୋଳନଗୁଡ଼ିକ ସାମୁହିକ ଭାବେ ଓଡ଼ିଆ ଭାଷା ଆନ୍ଦୋଳନ ଭାବେ ଜଣା । ଆଧୁନିକ ଇତିହାସରେ ଏହା ପ୍ରଥମେ ୧୮୬୬ ବ୍ରିଟିଶ ଶାସନ କାଳରେ ଆରମ୍ଭ ହୋଇ ୧୯୦୩ ମସିହାରେ ଏକ ବିଶାଳ ଆନ୍ଦୋଳନର ରୂପ ନେଇଥିଲା । ଏହାର ପରିଣତି ସ୍ୱରୂପ ୧୯୩୬ ମସିହାରେ ଭାଷା ଭିତ୍ତିରେ ଭାରତର ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ଗଠିତ ହୋଇଥିଲା ।୧୯୫୪ ଓଡ଼ିଶା ରାଜଭାଷା ଆଇନ ଅନୁସାରେ ଓଡ଼ିଶାରେ ଓଡ଼ିଆ ରାଜଭାଷା ଭାବେ ବ୍ୟବହାର ହେବାର ନିୟମ ଗୃହୀତ ହୋଇଥିଲା। ୧୯୫୪ ମସିହାରେ ଓଡ଼ିଶା ବିଧାନ ସଭାରେ ପ୍ରଣୀତ ହେବା ପରେ ୧୯୬୬, ୧୯୬୮, ୧୯୮୫, ୧୯୯୫ ଓ ୨୦୧୨ ମସିହାର ଏହି ଆଇନକୁ କାର୍ଯ୍ୟକାରୀ କରିବା ନିମନ୍ତେ କିଛି ଆଦେଶନାମା ଜାରି ହୋଇଥିଲା। ୧୯୮୫ ଓ ୧୯୯୫ ମସିହାର ତତ୍କାଳୀନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକ ଏହା କାର୍ଯ୍ୟକାରୀ କରିବାକୁ ଉଦ୍ୟମ କରିଥିଲେ। । ପରେ ଓଡ଼ିଆ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ଛତିଶଗଡ଼ରେ ଦ୍ୱିତୀୟ ରାଜଭାଷାର ସ୍ୱୀକୃତି ପାଇବା ପରେ ଓଡ଼ିଆ ଭାଷା ଓଡ଼ିଶାର ବିଚ୍ଛିନ୍ନାଞ୍ଚଳରେ ଶିକ୍ଷା, ଆଇନ ଓ ଶାସନର ଭାଷା ହେବାର ସୁଯୋଗ ମିଳିଲା ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବିମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ମାଇକେଲ ଫାରାଡ଼େ, ଇଂରେଜ ପଦାର୍ଥ ବିଜ୍ଞାନୀ ଏବଂ ରସାୟନବିଦ ଥିଲେ । ସେ ବିଦ୍ୟୁତ୍ ସ୍ରୋତର ଚୁମ୍ବକୀୟ ପ୍ରଭାବ ଆବିଷ୍କାର କରିଥିଲେ । ସେ ବିଦ୍ୟୁତ୍-ଚୁମ୍ବକୀୟ ପ୍ରେରଣର ଗବେଷଣା କରି ତାକୁ ନିୟମଭୁକ୍ତ କରିଥିଲେ । ଏହାଦ୍ୱାରା ଡାଇନାମୋ ଏବଂ ବିଦ୍ୟୁତ୍ ମୋଟରର ନିର୍ମାଣ ହୋଇଥିଲା । ପରେ 'ଗସ' (Gauss) ଙ୍କର ବିଦ୍ୟୁତ-ଚୁମ୍ବକତ୍ୱର ଚାରି ସମୀକରଣରେ ଫାରାଡ଼େଙ୍କର ଏହି ନିୟମ ମଧ୍ୟ ମିଶିଲା । ଫାରାଡ଼େ ବିଦ୍ୟୁତ୍ ରସାୟନ ଉପରେ ମଧ୍ୟ ଅନେକ ଗବେଷଣା କରିଥିଲେ ଏବଂ ଦୁଇଟି ନିୟମ ମଧ୍ୟ ଦେଇଥିଲେ ।
ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନ୍ସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମର ଜଣେ ନାୟିକା ଥିଲେ । ସ୍ୱଦେଶ ଓ ସ୍ୱଜାତିକୁ ପରାଧୀନତାର ବନ୍ଧନରୁ ମୁକ୍ତ କରିବା ପାଇଁ ସେ ସଂଗ୍ରାମ କରିଥିଲେ । ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗଚାଳନା, ଅଶ୍ୱାରୋହଣ, ବିଭିନ୍ନ ପ୍ରକାର ଶାରୀରିକ ବ୍ୟାୟାମ, ଦୁର୍ଦ୍ଦାନ୍ତ ହସ୍ତୀମାନଙ୍କୁ ଆୟତ କରିବା ଆଦି କଳାରେ ସେ ପାରଙ୍ଗମ ଥିଲେ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ସାହିତ୍ୟରେ ଆଦର୍ଶବାଦ ପ୍ରଚାର କରିବା ଥିଲା ଜାତୀୟ କବି ସାରଳା ଦାସଙ୍କ ଅନ୍ୟତମ ଲକ୍ଷ୍ୟ । ସାମାଜିକ ଆଦର୍ଶବୋଧର ପ୍ରତିଷ୍ଠା ପାଇଁ ସେ ଆପଣାର ବିଶାଳ ଗ୍ରନ୍ଥ ମହାଭାରତର କଥନକ ମଧ୍ୟରେ ଯେଉଁଠେ ଅବକାଶ ପାଇଛନ୍ତି ଏହି ଆଦର୍ଶବୋଧକୁ ବିଭିନ୍ନ ଚରିତ୍ରରାଜିର ମୁଖରେ ପ୍ରଦାନ କରିଯାଇଛନ୍ତି । ସାରଳା ଦାସଙ୍କ ଉଲ୍ଲଖିତ ଆଦର୍ଶ ଥିଲା ସମସାମୟିକ ଉତ୍କଳର ସାମାଜିକ ଆଦର୍ଶ । ଏସବୁ ମୂଳରେ କବିଙ୍କ ଉଦ୍ଦେଶ୍ୟ ଥିଲା ସାଧାରଣ ଲୋକର ଚରିତ୍ର ଗଠନ ଏବଂ ନୈତିକ ଚେତନାର ଜାଗରଣ । କବିଙ୍କ ବିରଚିତ ମହାଭାରତ ତତ୍କାଳୀନ ଉତ୍କଳରେ ପ୍ରଚଳିତ ରାଶି ରାଶି ପ୍ରବାଦ ରୂପକ ସୁରଭିତ ସୁମନର ଏକ ନନ୍ଦନକାନନ । ବସ୍ତୁତଃ ବିଚାର କଲେ ଏସବୁ ପ୍ରବାଦଗୁଡ଼ିକ ମଧ୍ୟରୁ କେତେକ କବି କଳ୍ପନା ସମ୍ଭୂତ ଆଉ କେତେକ ତତ୍କାଳୀନ ଉତ୍କଳୀୟ ଲୋକ ମୁଖରେ ପ୍ରଚଳିତ କଥା । ଏସବୁ କବିଙ୍କ ପାଣ୍ଡିତ୍ୟ, ବହୁ ଶାସ୍ତ୍ର ଦର୍ଶିତା ତଥା ଦୂର ଦୃଷ୍ଟିର ସୁସମନ୍ୱୟରେ କବି ଲେଖନୀରେ ତାହା ମନୋଜ୍ଞ ଭାବେ ପ୍ରକାଶ ପାଇଛି । କବି ସ୍ୱକୀୟ ଅନୁଭୁତି ସଂଜାତ ବିଚାରବୋଧରୁ ଯେଉଁ ମହନୀୟ ଆଦର୍ଶବଳୀର ପ୍ରଚାର କରିଯାଇଛନ୍ତି ତାହାହିଁ ତାଙ୍କର ଆଦର୍ଶଗତ ଐକାନ୍ତିକତାର ଯଥାର୍ଥ ପରିଚାୟକ । କବିଙ୍କ ଏହି ଆଦର୍ଶବୋଧ କେତେବେଳେ ପ୍ରଚାର ଧର୍ମତାକୁ ଆଶ୍ରୟ କରିଛି ତ କେତେବେଳେ ବିଭିନ୍ନ ଲୋକ କଥା ଦେଇ ଆତ୍ମ ପ୍ରକାଶ କରିଛି । ନୀତି ବାଣୀ ବା ନୀତି ଉପଦେଶ ସୁସ୍ଥ ସୁନ୍ଦର ଜୀବନଚର୍ଯ୍ୟାର ମହାର୍ଘ ଉପାଦାନ ହେଲେ ସୁଦ୍ଧା ସାହିତ୍ୟିକ ରସାବେଦନ ଦୃଷ୍ଟିରୁ ତାହା ନିରସ ଓ ଶୁଷ୍କ ପ୍ରତୀୟମାନ ହୋଇଥାଏ । ଏଣୁ ଏହି ରସ ଶୂନ୍ୟ ଉପଦେଶାବଳୀକୁ ସରସ ଓ ସ୍ୱାଦିଷ୍ଟ କରିବା ଲକ୍ଷ୍ୟରେ କବି ଲୋକ ପ୍ରଚଳିତ ପ୍ରବାଦ ଗୁଡିକୁ ମାଧ୍ୟମ ରୂପେ ଗ୍ରହଣ କରିଛନ୍ତି । ସ୍ୱକୀୟ ପୁରାଣ ଗର୍ଭିତ ବିଭିନ୍ନ ଉପାଖ୍ୟାନ ତଥା ଚରିତ୍ରାବଳୀର କର୍ମ କୁଶଳତାକୁ ଜନଚିତ୍ତଗ୍ରାହୀ ପ୍ରବାଦ ମାଧ୍ୟମରେ ପ୍ରକାଶ ପୂର୍ବକ ସୁପରିକଳ୍ପିତ ଆଦର୍ଶବୋଧକୁ ପ୍ରଚାର କରିଯାଇଛନ୍ତି ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।