ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ବସନ୍ତ ଟିକା ହେଉଛି ଏକ ପ୍ରକାର ଟିକା ଯାହା ବସନ୍ତ ରୋଗ ଏବଂ ମାଙ୍କଡପକ୍ସକୁ ରୋକିଥାଏ । ବସନ୍ତ ପାଇଁ ଏହା ୩ରୁ ୫ ବର୍ଷ ପର୍ଯ୍ୟନ୍ତ ପ୍ରାୟ ୯୫% ପ୍ରଭାବଶାଳୀ ଥିଲା । ମାଙ୍କଡପକ୍ସ ପାଇଁ ଏହା ଅତି କମରେ ୮୫% ପ୍ରଭାବଶାଳୀ ହୋଇଛି । ବସନ୍ତକୁ ରୋକିବା ପାଇଁ ଏହା ଅଧୁନା ନିୟମିତ ଭାବରେ ଦିଆଯାଉ ନଥିବାବେଳେ ଏହା ସମ୍ଭାବ୍ୟ ସଂକ୍ରମଣ ପାଇଁ ଉପଲବ୍ଧ ଥାଏ । ୨୦୨୨ ମସିହାରେ, ଏହି ରୋଗ ଆଶଙ୍କା ଥିବା ଲୋକଙ୍କ ପାଇଁ ଏହା ସୁପାରିଶ କରାଯାଇଥିଲା । ପୁରାତନ ଟିକା ସ୍କାରିଫିକେସନ (ଅତି ଛୋର କଟା ଦାଗରେ ଟିକା) ଦ୍ୱାରା ଦିଆଯାଏ ଏବଂ ନୂତନ ଟିକାଗୁଡ଼ିକ ଚର୍ମ ତଳେ ଇଞ୍ଜେକ୍ସନ ଆକାରରେ ଦିଆଯାଏ । ସାମ୍ପ୍ରତିକ ଟିକାକରଣରେ ଏସିଏଏମ ୨୦୦୦ ଅନ୍ତର୍ଭୁକ୍ତ, ଯାହା ୨୦୦୭ ମସିହାରେ ଯୁକ୍ତରାଷ୍ଟ୍ରରେ ଚିକିତ୍ସା ବ୍ୟବହାର ପାଇଁ ଅନୁମୋଦିତ ଏବଂ ଏମଭିଏ-ବିଏନ ଟିକା ଯାହାକି ୨୦୧୯ରେ ଅନୁମୋଦିତ ହୋଇଥିଲା। ଏସିଏଏମ ୨୦୦୦ ଏକ ଜୀବନ୍ତ ଟିକା ଯାହା ନିଜକୁ ନକଲ କରିପାରିବ କିନ୍ତୁ ଏମଭିଏ-ବିଏନ ଟିକା ନିଜକୁ ନକଲ କରିପାରିବ ନାହିଁ । ଅନ୍ୟ ପ୍ରକାରର ଟିକା ପାଇଁ ଅନୁସନ୍ଧାନ ଚାଲିଛି। ଏସିଏଏମ ୨୦୦୦ ଟିକାର ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ଲିମ୍ପାଡେନୋପାଥି, ଥକ୍କା, ଜ୍ୱର, ଏବଂ ଇଞ୍ଜେକସନ ଦେଇଥିବା ସ୍ଥାନ ଲାଲ ଦେଖାଯାଏ । ଗୁରୁତର ପାର୍ଶ୍ୱ ପ୍ରତିକ୍ରିୟାରେ ମାୟୋକାର୍ଡାଇଟିସ, ଏକଜିମା ଭାକ୍ସିନାଟମ ଏବଂ ଏନସେଫାଲାଇଟିସ୍ ହୋଇପାରେ। ଗର୍ଭାବସ୍ଥାରେ ବ୍ୟବହାର କଲେ ଶିଶୁର କ୍ଷତି କରିପାରେ । ଏମଭିଏ-ବିଏନ ଟିକାର ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ଇଞ୍ଜେକ୍ସନ ନେଇଥିବା ସ୍ଥାନରେ ଯନ୍ତ୍ରଣା, ଥକ୍କା, ମାଂସପେଶୀ ଯନ୍ତ୍ରଣା ଏବଂ ମୁଣ୍ଡବିନ୍ଧା ହୋଇପାରେ । ଗୁରୁତର ପାର୍ଶ୍ୱ ପ୍ରତିକ୍ରିୟାରେ ଆନାଫାଇଲାକ୍ସିସ ହୋଇପାରେ । ଗର୍ଭଧାରଣ ସମୟରେ କିମ୍ବା ଏକଜିମା ଥିଲେ କିଛି ବିପଦ ହେବାର କୌଣସି ପ୍ରମାଣ ନାହିଁ । ୧୭୯୬ ମସିହାରେ ବସନ୍ତ ଟିକା ପ୍ରଥମେ ବୈଜ୍ଞାନିକ ପଦ୍ଧତିରେ ପ୍ରୟୋଗ କରାଯାଇଥିଲା, ଯେତେବେଳେ ଏଡୱାର୍ଡ ଜେନର ଦର୍ଶାଇଥିଲେ ଯେ ମଣିଷକୁ ଅପେକ୍ଷାକୃତ ମୃଦୁ ଗାଈବସନ୍ତ ସଂକ୍ରମଣ କରେଇ ଦେଲେ ବସନ୍ତରୁ ସୁରକ୍ଷା ମିଳିଥାଏ। ଗାଈ ବସନ୍ତ ଅବଶ୍ୟ ଏହା ପୂର୍ବରୁ ୧୭୭୪ ମସିହାରେ ବେଞ୍ଜାମିନ୍ ଜେଷ୍ଟି ଏବଂ ୧୭୦୦ ଦଶକରେ ଅନ୍ୟ ଚିକିତ୍ସକମାନଙ୍କ ଦ୍ୱାରା ବ୍ୟବହୃତ ହୋଇଥିଲା, କିନ୍ତୁ ସମାନ ସ୍ତରରେ ଆଦର ପାଇ ନଥିଲା । ୧୮୦୦ ମସିହା ସୁଦ୍ଧା ୟୁରୋପରେ ଟିକାକରଣ ଅଭ୍ୟାସ ସାଧାରଣ ହୋଇଗଲା । ୧୯୬୬ ମସିହାରୁ ୧୯୭୭ ପର୍ଯ୍ୟନ୍ତ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଏକ ଟିକାକରଣ ଅଭିଯାନ ଚଳାଇଲେ ଯାହା ଦ୍ୱାରା ବସନ୍ତ ରୋଗ ସମୂଳେ ଦୂର ହୋଇଯାଇଥିଲା । ୨୦୦୦ ଦଶକରେ ଟିକା ପ୍ରତିକୃତିର ମୂଲ୍ୟ ପ୍ରାୟ ୫ ଡଲାର ଥିଲାବେଳେ ଅଣପ୍ରତିକୃତି ଟିକା ମୂଲ୍ୟ ପ୍ରାୟ ୨୯ ଡଲାର ଥିଲା।
ଆଲୋକବର୍ଷ ହେଉଛି ଏକ ଦୂରତା ମାପିବାର ଏକକ । ଏହା ସାହାଯ୍ୟରେ ମହାକାଶରେ ବିଭିନ୍ନ ମହାଜଗତିକ ବସ୍ତୁମାନଙ୍କର ଦୂରତା ମପାଯାଏ । ଏକ ଆଲୋକ ବର୍ଷର ଦୂରତା ପ୍ରାୟ ୯ ଲକ୍ଷ କୋଟି କିଲୋମିଟର(୯୦,୦୦,୦୦,୦୦,୦୦,୦୦୦) । ଆଲୋକ ବହୁତ କ୍ଷୀପ୍ର ବେଗରେ ଗତି କରିଥାଏ । ଏହ ଏକ ସେକେଣ୍ଡରେ ୨,୯୯,୭୯୩ କିଲୋମିଟର ଦୂରତା ଅତିକ୍ରମ କରିଥାଏ ଯାହାକି ପ୍ରାୟ ୩ ଲକ୍ଷ କିଲୋ ମିଟର ସହ ସମାନ । ଆନ୍ତର୍ଜାତିକ ମହାକାଶିୟ ଏକକ ଅନୁସାରେ ଏକ ଆଲୋକ ରଶ୍ମି ଏକ ବର୍ଷ(୩୬୫ ଦିନ ୬ ଘଣ୍ଟା)ରେ ମହାକାଶରେ ଯେତିକି ଦୂରତା ଅତିକ୍ରମ କରେ ତାହାକୁ ଏକ ଆଲୋକ ବର୍ଷ କୁହାଯାଏ । ଏହି ଦୂରତାର ଏକକକୁ ଗ୍ରହ, ନକ୍ଷତ୍ର ଏବଂ ନିହାରୀକା ମାନଙ୍କର ଦୂରତା ମାପିବାକୁ ବ୍ୟବହାର କରାଯାଏ ।
ଲୁପସ ବୃକ୍କ ପ୍ରଦାହ (Lupus nephritis/ LN ) ରୋଗ ବୃକ୍କରେ ଏକ ଅଟୋଇମ୍ମ୍ୟୁନ ରୋଗ ଯୋଗୁ ହୁଏ ଯାହାର ନାମ ସିସ୍ଟମିକ୍ ଲୁପୁସ ଏରିଦେମାଟୋସସ୍ (SLE) | ଏହାର ଲକ୍ଷଣ ମଧ୍ୟରେ ଫେଣଯୁକ୍ତ ପରିସ୍ରା, ଗୋଡ଼ ଫୁଲା, ଜ୍ୱର ଏବଂ ମାଂସପେଶୀ ଯନ୍ତ୍ରଣା ଅନ୍ତର୍ଭୁକ୍ତ ହୋଇପାରେ | ସାଧାରଣତଃ ଏସଏଲଇ ଆରମ୍ଭ ହେବାର ଅତି କମରେ 3 ବର୍ଷ ପରେ ଏହି ରୋଗ ଆରମ୍ଭ ହୁଏ | ରୋଗ ଜଟିଳ ହେଲେ ଉଚ୍ଚ ରକ୍ତ ଚାପ ଏବଂ ବୃକକ୍ ବିଫଳତା ହୋଇପାରେ । କେତେକ ଜେନେଟିକ୍ ପରିବର୍ତ୍ତନ ଯୋଗୁ ଏହି ସଙ୍କଟ ସୃଷ୍ଟି ହୋଇଥାଏ । ଅନ୍ତର୍ନିହିତ ପ୍ରଣାଳୀରେ ଟାଇପ-୩ ଅଧିକ ସମ୍ବେଦନଶୀଲ ପ୍ରତିକ୍ରିୟା ଓ ଇମ୍ମ୍ୟୁନ କମ୍ପ୍ଲେକ୍ସ ଯୋଗୁ ଜାତ ହୁଏ । ଏହି କମ୍ପ୍ଲେକ୍ସଗୁଡ଼ିକ ଗ୍ଲୋମେରୁଲସର ବେସମେଣ୍ଟ ମାମ୍ବ୍ରେନରେ ତିଆରି ହୁଏ ଯାହା ଯୋଗୁ ପ୍ରଦାହ ସୃଷ୍ଟି ହୁଏ । ପରିସ୍ରା ଏବଂ ରକ୍ତ ପରୀକ୍ଷା ଉପରେ ଆଧାର କରି ରୋଗ ନିର୍ଣ୍ଣୟ କରାଯାଇପାରେ ଏବଂ ବୃକ୍କ ବାୟୋପ୍ସି କରି ନିଶ୍ଚିତ କରାଯାଇପାରେ। ରୋଗର ଗମ୍ଭୀରତା ଉପରେ ଚିକିତ୍ସା ନିର୍ଭର କରେ | ଇମ୍ମ୍ୟୁନ ପ୍ରଣାଳୀକୁ ଦମନ କରିବା ପାଇଁ ପ୍ରେଡନିସୋନ, ସାଇକ୍ଲୋଫସଫାମାଇଡ କିମ୍ବା ହାଇଡ୍ରୋକ୍ସିକ୍ଲୋରୋକୁଇନ ଇତ୍ୟାଦି ବ୍ୟବହୃତ ହୁଏ । ଉଚ୍ଚ ରକ୍ତଚାପ ଚିକିତ୍ସାରେ ଏସିଇ ଇନହିବିଟର, ଡାଇୟୁରେଟିକ ବା ବିଟାବ୍ଲକର ଭଳି ଔଷଧ ଦେଇ ପରିଚାଳନା କରାଯାଏ | ଅବଶେଷରେ ଡାଏଲିସିସ ଆବଶ୍ୟକ ହୋଇପାରେ | ୫୦% ବୟସ୍କ ଏବଂ ୮୦% ପିଲା ଲୁପସ୍ ରୋଗରେ ପ୍ରଭାବିତ ହୁଅନ୍ତି | ପ୍ରାୟ ଯୁବ ବୟସ୍କମାନଙ୍କଠାରେ ଆରମ୍ଭ ହୋଇପାରେ | ନାରୀମାନଙ୍କ ଅପେକ୍ଷା ପୁରୁଷମାନେ ଅଧିକ ପ୍ରଭାବିତ ହୁଅନ୍ତି | ହିପୋକ୍ରେଟସ ଖ୍ରୀପୂ ୪୦୦ ଶତାବ୍ଦୀ ପ୍ରଥମେ ଲୁପୁସର ବର୍ଣ୍ଣନା କରିଥିଲେ ଓ କିଡନୀ ଉପରେ ଏହାର ପ୍ରଭାବ ପ୍ରଥମେ ୧୯୦୦ ଶତକ ଆରମ୍ଭରୁ ଲିପିପଦ୍ଧ ହୋଇଥିଲା |
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ମୁସଲମାନମାନେ ଏକେଶ୍ୱରବାଦୀ ଇବ୍ରାହିମୀୟ ଧର୍ମସମ୍ପ୍ରଦାୟ ଇସଲାମ ଅନୁଗାମୀ । ମୁସଲମାନଙ୍କ ପବିତ୍ର ଧର୍ମଗ୍ରନ୍ଥ କୋରାନ ଓ ସେମାନଙ୍କ ମତରେ ଏହି କୋରାନ ବାସ୍ତବରେ ଆଲ୍ଲାଙ୍କ ମୁଖନିଃସୃତ ବାଣୀ ଯାହା ପୈଗମ୍ବର ମହମ୍ମଦଙ୍କ ସମ୍ମୁଖରେ ଉନ୍ମୋଚନ କରାଯାଇଥିଲା । ଅଧିକାଂଶ ମୁସଲମାନ ମହମ୍ମଦଙ୍କ ଜୀବନଶୈଳୀ ସୁନାଃ ତଥା ହଦିଥ (କିମ୍ବଦନ୍ତୀ) ମଧ୍ଯ ଅନୁସରଣ କରିଥାନ୍ତି । ମୁସଲମାନ ଏକ ଆରବୀ ଶବ୍ଦ ଓ ଏହାର ଅର୍ଥ ସମର୍ପକ ।ମୁସଲମାନଙ୍କର ବିଶ୍ୱାସ ଯେ ଆଲ୍ଲା ପରାଜାଗତିକ ତଥା ଏକ ଏବଂ ଅଦ୍ୱିତୀୟ, ସ୍ୱୟଂଭୂବଃ, ଅଜନ୍ମା ଓ ଅଭୋକ୍ତା; ଇସଲାମ ହେଉଛି ଆଲ୍ଲାଙ୍କ ବାସ୍ତବ ଧର୍ମ ଯାହା ପୂର୍ବରୁ ଆବ୍ରାହମ, ଇସ୍ମାଏଲ, ଆଇଜାକ, ମୁଶା ତଥା ଯୀଶୁଙ୍କୁ ଦିଆଯାଇଥିଲା; ଏବଂ ଏହି ପୈଗମ୍ବରଙ୍କୁ ଦିଆଯାଇଥିବା ପୂର୍ବ ସନ୍ଦେଶଗୁଡ଼ିକ କାଳକ୍ରମେ ବଦଳିଯାଇଛି; ଏବଂ କୋରାନ ଏହି ସବୁରେ ସର୍ବଶେଷ ଏବଂ ସମ୍ପୂର୍ଣ୍ଣ ।୨୦୧୫ ମସିହା ସୁଦ୍ଧା ସମ୍ପୂର୍ଣ୍ଣ ବିଶ୍ୱ ଜନସଂଖ୍ଯାର ପ୍ରାୟ ଶତକଡା ୨୪.୧ ଭାଗ ଅର୍ଥାତ ୧.୮ ବିଲିଅନ ଲୋକ ଇସଲାମ ଧର୍ମାବଲମ୍ବୀ । ମଧ୍ଯପ୍ରାଚ୍ଯ-ଉତ୍ତର ଆଫ୍ରିକାରେ ୯୧%, ମଧ୍ଯ ଏସିଆରେ ୮୧%, କକସସରେ ୬୫%, ଆଗ୍ନେୟ ଏସିଆରେ ୪୦%, ଦକ୍ଷିଣ ଏସିଆରେ ୩୧%, ଉପସାହାରୀୟ ଆଫ୍ରିକାରେ ୩୦%, ଏସିଆ-ଓସେନିଆରେ ୨୫%, ୟୁରୋପରେ ୬%, ଆମେରିକାରେ ୧% ଇସଲାମ ଧର୍ମାବଲମ୍ବୀ ବାସକରନ୍ତି ।
ଆଜ୍ମା ଗୋଟିଏ ଅତି ସାଧାରଣ ଦୀର୍ଘସ୍ଥାୟୀ ରୋଗ ଯେଉଁଥିରେ ଶ୍ୱାସନଳୀର ପ୍ରଦାହ ହୁଏ ।. ଏହାକୁ ଭୁଲରେ ଅନେକ ଆସ୍ଥମା ବୋଲି କହନ୍ତି କିନ୍ତୁ ଏହାର ପ୍ରକୃତ ଉଚ୍ଚାରଣ ଆଜ୍ମା (Azma) । ଏହା ଏକ ଗ୍ରୀକ ଭାଷାର ଶବ୍ଦ ଯାହାର ଅର୍ଥ ପାଣ୍ଟିଙ୍ଗ (Panting) ବା ପରିଶ୍ରମ ପରେ ହେଉଥିବା ଛୋଟ ଛୋଟ ଦୃତ ଶ୍ୱାସ କ୍ରିୟା । ଓଡ଼ିଆ ଭାଷାରେ ଏହି ରୋଗକୁ 'ଶ୍ୱାସ' ଓ 'ଦମା' ନାମ ମଧ୍ୟ ଦିଆଯାଇଛି । ଏହି ରୋଗରେ ଶ୍ୱାସ ନଳୀ ପ୍ରଦାହ ହୋଇ ପୁନଃପୌନିକ ଲକ୍ଷଣ ପ୍ରକାଶ ହୁଏ, ଶ୍ୱାସ ନଳୀର ଅସ୍ଥାୟୀ ସଙ୍କୋଚନ ହେତୁ ବାୟୁ ପ୍ରବାହ ବାଧା ପ୍ରାପ୍ତ ହୁଏ । ଏହାର ବିଭିନ୍ନ ଲକ୍ଷଣ ଗୁଡ଼ିକ: ଶ୍ୱାସ କ୍ରିୟା ବେଳେ ହୁଇଜ୍(ହୁଇସିଲ୍ ଶବ୍ଦ) ଶବ୍ଦ ଶୁଣାଯିବା, କାଶ, ଛାତି ଚିପିହେବା ଭଳି ଲାଗିବା ଓ ଛୋଟ ଶ୍ୱାସକ୍ରିୟା, ଛୋଟ ପ୍ରଶ୍ୱାସ ସହ ଦୀର୍ଘ ନିଶ୍ୱାସ ଛାଡ଼ିବା । ଏହି ଲକ୍ଷଣଗୁଡ଼ିକ ଦିନରେ ବା ସପ୍ତାହରେ କିଛି ଥାର ଦେଖାଯାଏ ।. ରାତିରେ ଓ ବ୍ୟାୟାମ କଲାବେଳେ ଏହି ରୋଗ ଅଧିକ ହୋଇପାରେ ।ଜେନେଟିକ୍ ଓ ପରିବେଶ ଦ୍ୱୟର ମିଶ୍ରିତ ପ୍ରଭାବ ଯୋଗୁ ଆଜ୍ମା ହେବା ବିଶ୍ୱାସ କରାଯାଉଛି । ବାୟୁମଣ୍ଡଳୀୟ କାରକ ମଧ୍ୟରେ ବାୟୁ ପ୍ରଦୂଷଣ ଓ ଆଲର୍ଜେନର ଭୂମିକା ଅଛି ।.
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧ - ୨୩ ଅଗଷ୍ଟ ୧୯୩୮) ଜଣେ ଓଡ଼ିଆ କବି ଥିଲେ । ସେ ଏକାଧାରରେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । କୁନ୍ତଳା ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଓଡ଼ିଶା ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରାଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ପୁସାରଳା ଭେଙ୍କଟ ସିନ୍ଧୁ (ଜନ୍ମ ୫ ଜୁଲାଇ ୧୯୯୫) ଜଣେ ଭାରତୀୟ ପେଶାଦାର ବ୍ୟାଡମିଣ୍ଟନ ଖେଳାଳୀ । ନିଜ କ୍ୟାରିୟରରେ ସିନ୍ଧୁ ଅଲିମ୍ପିକ୍ସ ସମେତ ଏକାଧିକ ଟୁର୍ଣ୍ଣାମେଣ୍ଟରେ ଏବଂ ୨୦୧୯ ବିଶ୍ୱ ଚାମ୍ପିଅନସିପରେ ସ୍ୱର୍ଣ୍ଣ ସମେତ ବିଡବ୍ଲୁଏଫ ସର୍କିଟରେ ପଦକ ଜିତିଛନ୍ତି । ବ୍ୟାଡମିଣ୍ଟନ ବିଶ୍ୱ ଚାମ୍ପିଅନ ହେବାରେ ସେ ପ୍ରଥମ ଭାରତୀୟ ଏବଂ ଅଲିମ୍ପିକ୍ ଗେମ୍ସରେ କ୍ରମାଗତ ଦୁଇଟି ପଦକ ଜିତିବାରେ ଭାରତର ଦ୍ୱିତୀୟ କ୍ରୀଡ଼ାବ୍ୟକ୍ତିତ୍ୱ । ସେ ୨୦୧୭ ଏପ୍ରିଲରେ ବିଶ୍ୱସ୍ତରରେ ୨ୟ ସ୍ଥାନକୁ ଯାଇ ନିଜ କ୍ୟାରିୟରର ଉଚ୍ଚତମ ସୋପାନରେ ପହଞ୍ଚିଥିଲେ ।ସିନ୍ଧୁ ୨୦୧୨ ସେପ୍ଟେମ୍ବରରେ ୧୭ ବର୍ଷ ବୟସରେ ବିଡବ୍ଲୁଏଫ ବିଶ୍ୱ ମାନ୍ୟତାର ଶ୍ରେଷ୍ଠ ୨୦ ସ୍ତରରେ ପ୍ରବେଶ କରିଥିଲେ । ୨୦୧୩ରୁ ଆରମ୍ଭ କରି ସେ ୨୦୧୫କୁ ବାଦ ଦେଲେ ପ୍ରତ୍ୟେକ ବିଶ୍ୱ ଚାମ୍ପିଅନସିପରେ ସେ ପଦକ ଜିଣିଥିଲେ । ବିଶ୍ୱ ଚାମ୍ପିଅନସିପରେ ପାଞ୍ଚ କିମ୍ବା ଅଧିକ ପଦକ ଜିତିବାରେ ସେ ଜାଙ୍ଗ ନିଙ୍ଗଙ୍କ ପରେ ସେ ଦ୍ୱିତୀୟ ମହିଳା । ସେ ୨୦୧୬ ଗ୍ରୀଷ୍ମକାଳୀନ ଅଲିମ୍ପିକ୍ସରେ (ରିଓ) ଭାରତର ପ୍ରତିନିଧିତ୍ୱ କରି ଫାଇନାଲରେ ପହଞ୍ଚିବାରେ ପ୍ରଥମ ଭାରତୀୟ ବ୍ୟାଡମିଣ୍ଟନ ଖେଳାଳି ହୋଇଥିଲେ । ସ୍ପେନର କାରୋଲିନା ମାରିନଙ୍କୁ ହରାଇ ସେ ରୌପ୍ୟ ପଦକ ଜିତିଥିଲେ । ସେ ୨୦୨୦ ଗ୍ରୀଷ୍ମକାଳୀନ ଅଲିମ୍ପିକ୍ସରେ (ଟୋକିଓ) କ୍ରମାଗତ ଭାବେ ଦ୍ୱିତୀୟ ଥର ଅଲିମ୍ପିକରେ ଯୋଗଦେଇ ବ୍ରୋଞ୍ଜ ପଦକ ଜିତିଥିଲେ ଏବଂ ଦୁଇଟି ଅଲିମ୍ପିକ୍ ପଦକ ଜିତିବାରେ ପ୍ରଥମ ଭାରତୀୟ ମହିଳା ହୋଇଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ସାର୍ ଚନ୍ଦ୍ରଶେଖର ଭେଙ୍କଟ ରମଣ (୭ ନଭେମ୍ବର ୧୮୮୮ - ୨୧ ନଭେମ୍ବର ୧୯୭୦) ଜଣେ ଭାରତୀୟ ପଦାର୍ଥ ବିଜ୍ଞାନୀ ଥିଲେ । ୧୯୩୦ ମସିହାରେ ଆଲୋକ ପ୍ରତିସରଣ ଉପରେ ଗବେଷଣା (ରମଣ ପ୍ରଭାବ) ପାଇଁ ନୋବେଲ ପୁରସ୍କାର ପ୍ରଦାନ କରାଯାଇଥିଲା । ସେ ଆବିଷ୍କାର କରିଥିଲେ ଯେ ଆଲୋକ ରଶ୍ମି ଯେତେବେଳେ ଗୋଟିଏ ସ୍ୱଚ୍ଛ ପଦାର୍ଥ ଦେଇ ଅତିିିିକ୍ରମ କରେ , କିଛି ଆଲୋକ ରଶ୍ମି ବିଚ୍ଛୁରିତ ହୋଇଯାନ୍ତି ଏବଂ ତାଙ୍କର ଦୈର୍ଘ୍ୟ ଓ ବିସ୍ତୃତିରେ ପରିବର୍ତ୍ତନ ହୁଏ ।ଏହି ପ୍ରତ୍ୟକ୍ଷ ଭାବେ ପରିପ୍ରକାଶ ଘଟଣାକୁ ରମଣ ବିିିିଚ୍ଛୁରଣ କୁହାଯାଏ, ଯାହାକି ରମଣ ପ୍ରଭାବଦ୍ୱାରା ହୋଇଥାଏ । ୧୯୫୪ରେ ଭାରତ ସରକାର ତାଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।ଜଳ ପୃଥିବୀପୃଷ୍ଟରେ ପ୍ରାକୃତିକ ଭାବେ ମିଳେ । ଜଳ ହେଉଛି ଏକମାତ୍ର ବସ୍ତୁ ଯାହା ସାଧାରଣ ତାପମାତ୍ରାରେ ୩ଟି ଅବସ୍ଥାରେ ରହେ । ଜଳର ୪୦ରୁ ଉର୍ଦ୍ଧ୍ୱ ବିଶେଷ ଜଳ ଘନିଭୂତ ହେଲେ ଏହାର ଆୟତନ ପାଖାପାଖି ୯% ବୃଦ୍ଧି ପାଏ ।
ମାଘ ପୂର୍ଣ୍ଣିମା ଦିନ ଶ୍ରୀମନ୍ଦିରରେ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହୋଇଥାଏ । ପୌରାଣିକ ତଥ୍ୟ ଅନୁଯାୟୀ ଏକଦା ବରୁଣ ହ୍ରଦରେ ଗଜରାଜ ସ୍ନାନ କରୁଥିବା ସମୟରେ ସେହି ହ୍ରଦରେ ଥିବା ଗୋଟିଏ ବିରାଟକାୟ କୁମ୍ଭୀର ଆକ୍ରମଣ କଲା । କୁମ୍ଭୀର ଆକ୍ରମଣରୁ ଉଦ୍ଧାର ପାଇବାର କୈଣସି ଉପାୟ ନଦେଖି ବିକଳରେ ପୁରୁଷୋତ୍ତମ ଭଗବାନଙ୍କୁ ସେ ପ୍ରାର୍ଥନା କରିଥିଲା । ଗଜରାଜର ପ୍ରାର୍ଥନାରେ ସ୍ୱଂୟ ପୁରୁଷୋତ୍ତମ ତତ୍କ୍ଷଣାତ ଭକ୍ତ ଗଜଙ୍କୁ ଆକ୍ରମଣରୁ ରକ୍ଷାକରିବା ପାଇଁ ଚକ୍ରପେଷି କୁମ୍ଭୀରକୁ ମାରି ଉଦ୍ଧାର କରିଥିଲେ । ସେହି ପୌରାଣିକ ଆଖ୍ୟାୟିକାର ସ୍ମୃତିରେ ଶ୍ରୀମନ୍ଦିରରେ ଅତ୍ୟନ୍ତ ପୁରାତନ ସମୟରୁ ଶ୍ରୀବିଗ୍ରହମାନଙ୍କ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହୋଇଆସୁଛି । ଭୌମ ବଂଶର ରାଣୀ ବକୁଳ ମହାଦେବୀ ଏହି ବେଶ ପ୍ରଥମେ ପ୍ରଚଳନ କରାଇଥିଲେ । ତତ୍ପରେ କିଛି ବର୍ଷ ପାଇଁ ଏହା ବନ୍ଦ ହୋଇଯାଇଥିଲା । ୧୫୭୫ ମସିହାରେ ରାମଚନ୍ଦ୍ର ଦେବ ଠାକୁରମାନଙ୍କ ଗଜ ଉଦ୍ଧାରଣ ବେଶର ପୁନଃପ୍ରଚଳନ କରାଇଥିଲେ । ବାଲିସାହିରେ ଥିବା ବାସୁଦେବ ମଠର ମହନ୍ତ ବସୁଦେବ ବାବା ଗଜୋଦ୍ଧାରଣ ବେଶ କରାଇ ଆସୁଥିଲେ, ମଠଟିର ଅବଲୁପ୍ତି ପରେ କିଛି ବର୍ଷ ପାଇଁ ମନ୍ଦିର ପ୍ରଶାସନ ଖର୍ଚ୍ଚରେ ଏ ବେଶ ଅନୁଷ୍ଠିତ ହୋଇଥିଲା। ଅଳ୍ପ କିଛିବର୍ଷ ହେବ ଇମ୍ଫା କମ୍ପାନୀର ପରିଚାଳକ ବଂଶୀଧର ପଣ୍ଡାଙ୍କ ଦାନରେ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହୋଇ ଆସୁଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଜ୍ଞାନଦାନନ୍ଦିନୀ ଟାଗୋର (୨୬ ଜୁଲାଇ ୧୮୫୦ - ୧ ଅକ୍ଟୋବର ୧୯୪୧) ଜଣେ ସାମାଜିକ ସଂସ୍କାରକ ଯିଏକି ବିଭିନ୍ନ ସାଂସ୍କୃତିକ ଉଦ୍ଭାବନକୁ ଅଗ୍ରଗତି କରିଥିଲେ ଏବଂ ଉନବିଂଶ ଶତାବ୍ଦୀରେ ବଙ୍ଗଳାରେ ମହିଳା ସଶକ୍ତିକରଣର ପ୍ରାଥମିକ ପର୍ଯ୍ୟାୟରେ ପ୍ରଭାବ ପକାଇଥିଲେ । ସେ ରବୀନ୍ଦ୍ରନାଥ ଟାଗୋରଙ୍କ ବଡ଼ ଭାଇ ସତ୍ୟେନ୍ଦ୍ରନାଥ ଟାଗୋରଙ୍କୁ ବିବାହ କରିଥିଲେ । ଟାଗୋର ଜୋଡସାଙ୍କୋ ଟାଗୋର ପରିବାରର ବଂଶଜ ଅଟନ୍ତି ।
ଜଗନ୍ନାଥ ମନ୍ଦିର (ବଡ଼଼଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼଼଼ଦେଉଳ ଏବଂ ବଡ଼଼଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
{{Infobox person | name = ଚାଣକ୍ୟ | image = Chanakya.jpg | image_size = | alt = | caption = An artist's imagination of Chanakya | birth_date = c. 370 BCE | birth_place =ଜନ୍ମ ସ୍ଥାନ ବିବାଦୀୟ , କେତେକଙ୍କ ମତରେ ପାଟଳୀପୁତ୍ର, ତକ୍ଷଶିଳା ଏବଂ ଦକ୍ଷିଣ ଭାରତ | death_date = c. 283 BCE | death_place = ପାଟଳୀପୁତ୍ର | other_names = କୈଟିଲ୍ୟ, ବିଷ୍ଣୁଗୁପ୍ତ | alma_mater = ତକ୍ଷଶିଳା | occupation = Professor and royal advisor | known_for = Foundation of the ମୌର୍ଯ୍ୟ ସାମ୍ରାଜ୍ୟ | notable_works = ଅର୍ଥଶାସ୍ତ୍ର (authorship disputed), ଚାଣକ୍ୟ ନୀତି | influences = | influenced = | footnotes = କୌଟିଲ୍ୟ (ଖ୍ରୀ.ପୂ.
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ନୀରା ଦେଶାଇ (୧୯୨୫ - ୨୫ ଜୁନ୍ ୨୦୦୯) ଭାରତରେ ମହିଳା ଅଧ୍ୟୟନର ଅନ୍ୟତମ ନେତା ଏବଂ ଜଣେ ପ୍ରଫେସର, ଗବେଷକ, ଏକାଡେମିକ୍, ରାଜନୈତିକ କାର୍ଯ୍ୟକର୍ତ୍ତା ତଥା ସାମାଜିକ କର୍ମୀ ଭାବରେ ତାଙ୍କର ଅବଦାନ ପାଇଁ ଉଲ୍ଲେଖ କରାଯାଇଥିଲା । ସେ ୧୯୭୪ ମସିହାରେ ମହିଳା ଅଧ୍ୟୟନ ପାଇଁ ଏହାର ପ୍ରଥମ ଗବେଷଣା କେନ୍ଦ୍ର ଏବଂ ଗ୍ରାମୀଣ ବିକାଶ କେନ୍ଦ୍ର ପ୍ରତିଷ୍ଠା କରିଥିଲେ । ସେ ୧୯୫୪ ମସିହାରେ SNDT ମହିଳା ବିଶ୍ୱବିଦ୍ୟାଳୟରେ ଯୋଗ ଦେଇଥିଲେ ଏବଂ ପ୍ରଫେସର ତଥା ସମାଜବିଜ୍ଞାନ ବିଭାଗର ମୁଖ୍ୟ (ସ୍ନାତକୋତ୍ତର) ଭାବରେ ବିଭିନ୍ନ ଶାସକ ଦଳର ଏକ ଅଂଶ ଥିଲେ ।
କଲେରା ମାନବ କ୍ଷୁଦ୍ର ଅନ୍ତନଳୀରେ ଜୀବାଣୁ ଭିବ୍ରିଓ କଲେରିର କେତେକ ପ୍ରଜାତିଦ୍ୱାରା ହେଉଥିବା ରୋଗର ନାମ । ଓଡ଼ିଆରେ ଏହାକୁ ବିସୂଚିକା, ଓଲାଉଠା, ମହାମାରୀ ଓ ହଇଜା ନାମ ମଧ୍ୟ ଦିଆଯାଇଛି । ଏହାର ଲକ୍ଷଣ: ସାମାନ୍ୟରୁ ଗମ୍ଭୀର ଧରଣର ହୋଇପାରେ, କିଛି ବି ନ ହୋଇପାରେ । ସ୍ୱାଭାବିକ ଲକ୍ଷଣ ମଧ୍ୟରେ ବହୁତ ପରିମାଣର ପାଣିଭଳି ତରଳ ଝାଡ଼ା କିଛି ଦିନ ହୁଏ । ବାନ୍ତି ଓ ମାଂସପେଶୀ କ୍ରାମ୍ପ ହୋଇପାରେ । ଅତ୍ୟଧିକ ତରଳ ଝାଡ଼ା ହେଲେ କିଛି ଘଣ୍ଟା ମଧ୍ୟରେ ଗମ୍ଭୀର ନିର୍ଜଳନ ଓ ଇଲେକ୍ଟ୍ରୋଲାଇଟ ଅସନ୍ତୁଳନ ହୁଏ । ଏହାଦ୍ୱାରା ଆଖି କୋଟରଗତ ହୁଏ, ଚର୍ମ ଥଣ୍ଡା ହୁଏ ତଥା ଇଲାସ୍ଟିସିଟି କମିଯାଏ ଏବଂ ହାତ ଓ ପାଦର ଚର୍ମ କୁଞ୍ଚିତ ହୋଇଯାଏ । ନିର୍ଜଳନ ଯୋଗୁ ଚର୍ମ ନୀଳ ହୋଇଯାଏ ଯାହାକୁ ସ୍ୟାନୋସିସ (cyanosis) କୁହାଯାଏ । ଜୀବାଣୁ ପ୍ରବେଶ ପରଠାରୁ ୨ ଘଣ୍ଟାରୁ ୫ ଦିନ ମଧ୍ୟରେ ଲକ୍ଷଣ ପ୍ରକାଶ ପାଏ । ଅନେକ ପ୍ରକାର ଭିବ୍ରିଓ କଲେରି ଜୀବାଣୁର ପ୍ରଜାତିଦ୍ୱାରା କଲେରା ରୋଗ ହୁଏ; କେତେକ ପ୍ରଜାତି ଅନ୍ୟ ପ୍ରଜାତି ଅପେକ୍ଷା ଗମ୍ଭୀର ଧରଣର ରୋଗ କରନ୍ତି । ଅଧିକାଂଶ କ୍ଷେତ୍ରରେ ଜଳ ଓ ଖାଦ୍ୟରେ ଜୀବାଣୁ ମିଶ୍ରିତ ମଳ ଅପମିଶ୍ରିତ ଥିଲେ ଏହି ରୋଗ ବ୍ୟାପେ । ଉତ୍ତମରୁପେ ରନ୍ଧାଯାଇନଥିବା ସାମୁଦ୍ରିକ ଖାଦ୍ୟ ଏହି ରୋଗର ସାଧାରଣ ଉତ୍ସ । ମାନବ ଏକମାତ୍ର ପ୍ରାଣୀ ଯାହାକୁ ଏହି ରୋଗ ହୁଏ । ଅପରିଚ୍ଛନତା, ଅଶୁଦ୍ଧ ପାନୀୟ ଜଳ ଓ ଦାରିଦ୍ର୍ୟ ଯୋଗୁ ଏହି ରୋଗ ସଙ୍କଟ ସୃଷ୍ଟି ହୁଏ । ମଳ ପରୀକ୍ଷା କରି ଏହି ରୋଗ ନିର୍ଣ୍ଣୟ କରାଯାଏ । ଶୀଘ୍ର ନିର୍ଣ୍ଣୟ ନିମନ୍ତେ ଡିପସ୍ଟକ ପରୀକ୍ଷା ମିଳୁଛି କିନ୍ତୁ ଏହା ସଠିକ ନୁହେଁ । ଉନ୍ନତ ପରିଚ୍ଛନ୍ନତା ଓ ବିଶୁଦ୍ଧ ଜଳ ଯୋଗାଣଦ୍ୱାରା ଏହି ରୋଗ ପ୍ରତିରୋଧ କରାଯାଇପାରିବ । କଲେରା ଟିକା ପାଟିରେ ଦିଆହୋଇଥିଲେ ପ୍ରାୟ ୬ମାସ ଧରି ସୁରକ୍ଷା ଦିଏ । ଏହାଦ୍ୱାରା ତରଳ ଝାଡ଼ା କରାଉଥିବା ଅନ୍ୟ ଏକ ଜୀବାଣୁ ଇ.
ସନ୍ଥକବି ଭୀମ ଭୋଇ ଭୀମ ଭୋଇ (୧୮୫୦-୧୮୯୫ ) ରେଢ଼ାଖୋଲର ମଧୁପୁର ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ ।ଭୀମ ଭୋଇ ଜଣେ ଓଡ଼ିଆ କବି ଓ ମହିମା ଧର୍ମର ପ୍ରଚାରକ ଥିଲେ । ତାଙ୍କର ରଚନା ଗୁଡ଼ିକରେ ମାନବ ଧର୍ମ, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରାଯାଇଅଛି । ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତାବଳୀ ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" କବିତା ଅନ୍ୟତମ । ତାଙ୍କ ସମସାମୟିକମାନଙ୍କ କବିତାସବୁ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବିଷୟରେ ହୋଇଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଓ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ପ୍ରଚଳନ ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନ ନିମନ୍ତେ ସେ ଶହଶହ ଛାନ୍ଦ, ଚଉପଦୀ ଓ ଚଉତିଶା ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ବହିଗୁଡ଼ିକ ମଧ୍ୟରେ "ସ୍ତୁତିଚିନ୍ତାମଣି", "ହଲିଆ ଗୀତ", "ଡାଲଖାଈ", "ରସରକେଲି", "ଜାଇଫୁଲ", "ବ୍ରହ୍ମ ନିରୂପଣ ଗୀତା", "ଆଦିଅନ୍ତ ଗୀତା", "ଅଷ୍ଟକ ବିହାରୀ ଗୀତା", "ନିର୍ବେଦ ସାଧନା", "ଶ୍ରୁତିନିଷେଧ ଗୀତା", "ମନୁସଭାମଣ୍ଡଳ", "ଗୃହଧର୍ମ" ଓ "ମହିମାବିନୋଦ" । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ସୁରକ୍ଷିତ । ତାଙ୍କ ରଚିତ ବହିଗୁଡ଼ିକ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ମୋଗଲ ସାମ୍ରାଜ୍ୟ(୧୫୨୬-୧୮୫୭) ଏକ ମୁସଲମାନ୍ ତୁର୍କୀ-ମଙ୍ଗୋଲ୍ ସାମ୍ରାଜ୍ୟ ଥିଲା, ଯାହ ୧୫୨୬ରେ ଆରମ୍ଭ ହୋଇଥିଲା । ଯାହା ୧୫୨୬ ଖ୍ରୀ:ଅରେ ଆରମ୍ଭ ହୋଇ ୧୭୦୦ ଶତବ୍ଦୀ ଶେଷ ଓ ୧୮୦୦ଶତବ୍ଦୀ ଆରମ୍ଭ ପର୍ଯ୍ୟନ୍ତ ଭାରତୀୟ ଉପମହାଦ୍ୱୀପରେ ଶାସନ କରି ୧୯୦୦ ଶତବ୍ଦୀ ମଧ୍ୟ ଆଡକୁ ଶେଷ ହୋଇଥିଲା । ଏହି ସମୟରେ ଭାରତୀୟ ଉପମହାଦେଶର ଅଧିକାଂଶ ଭାଗକୁ ନିୟନ୍ତ୍ରଣାଧୀନ କରି ପୂର୍ବରେ ଆଧୁନିକ ବଙ୍ଗଳାଦେଶଠାରୁ ଆରମ୍ଭ କରି ପଶ୍ଚିମରେ ବଲୁଚିସ୍ତାନ ଓ ଉତ୍ତରରେ କାଶ୍ମୀରଠାରୁ ଆରମ୍ଭ କରି ଦକ୍ଷିଣରେ କାବେରୀ ଘାଟି ପର୍ଯ୍ୟନ୍ତ ନିଜ ସାମ୍ରାଜ୍ୟ ବିସ୍ତାର କରିଥିଲେ ।୧୯୫୬ ମସିହାରେ ଜଲାଲୁଦ୍ଦୀନ୍ ମୋହମଦ୍ ଆକବର୍, ଯିଏ ମହାନ୍ ଆକବର ନାମରେ ପ୍ରସିଦ୍ଧ, ତାଙ୍କର ପଦଗ୍ରହଣ ସହିତ ଏହି ସାମ୍ରାଜ୍ୟର ଉକ୍ତୃଷ୍ଟ ସମୟ ଆରମ୍ଭ ହେଲା ଓ ସମ୍ରାଟ୍ ଆଉରଙ୍ଗଜେବଙ୍କ ନିଦ୍ଧନ ସହିତ ଶେଷ ହେଲା ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନ୍ସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମର ଜଣେ ନାୟିକା ଥିଲେ । ସ୍ୱଦେଶ ଓ ସ୍ୱଜାତିକୁ ପରାଧୀନତାର ବନ୍ଧନରୁ ମୁକ୍ତ କରିବା ପାଇଁ ସେ ସଂଗ୍ରାମ କରିଥିଲେ । ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗଚାଳନା, ଅଶ୍ୱାରୋହଣ, ବିଭିନ୍ନ ପ୍ରକାର ଶାରୀରିକ ବ୍ୟାୟାମ, ଦୁର୍ଦ୍ଦାନ୍ତ ହସ୍ତୀମାନଙ୍କୁ ଆୟତ କରିବା ଆଦି କଳାରେ ସେ ପାରଙ୍ଗମ ଥିଲେ ।
ମାସ ଶବ୍ଦ ସଂସ୍କୃତ ମସ (ଚନ୍ଦ୍ର) ଶବ୍ଦରୁ ଉତ୍ପନ୍ନ । ଓଡ଼ିଆ ପଞ୍ଜିକାରେ ୧୨ ମାସ ଥାଏ। ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ଲୋକେ ସୌର ମାସକୁ ମାନନ୍ତି। ଅନ୍ୟ ଆଡ଼େ ଚାନ୍ଦ୍ରମାନ ମାସ ମନା ଯାଏ। ଚାନ୍ଦ୍ରମାନ ମାସର ଅନ୍ତ ପୂର୍ଣ୍ଣିମାରେ ହୁଏ। ସୌର ମାସର ଅନ୍ତ ସଂକ୍ରାନ୍ତି ପୂର୍ବଦିନ ହୁଏ। ସୌର ପାଞ୍ଜି ଅନୁସାରେ ପଣା (ମେଷ) ସଂକ୍ରାନ୍ତି ଓଡ଼ିଆ ନବବର୍ଷ। ଚାନ୍ଦ୍ରମାନ ପାଞ୍ଜି ଅନୁସାରେ ବୈଶାଖ କୃଷ୍ଣ ପ୍ରତିପଦ ଓଡ଼ିଆ ନବବର୍ଷ।
ଢେଙ୍କାନାଳ ଜିଲ୍ଲାର ଯୋରନ୍ଦାଠାରେ ଏହି ପର୍ବ ପାଳନ କରାଯାଏ । ଦୂରଦୂରାନ୍ତରୁ ଅନେକ ଲୋକ ଏଇ ତିନିଦିନିଆଁ ମେଳାରେ ଭାଗ ନେବାକୁ ଆସିଥାନ୍ତି। ଏହିଦିନ ମହିମା ସନ୍ନ୍ୟାସୀମାନେ ମହିମା ଗୋସେଇଁଙ୍କ ସମାଧି ପୀଠରେ ପୂଜାର୍ଚ୍ଚନା କରିଥାନ୍ତି । ଅନେକ ମହିମା ସନ୍ନ୍ୟାସୀ ଏହିଦିନ ବୈରାଗୀରୁ ଅପରା ସନ୍ନ୍ୟାସୀ ଭାବେ ଘୋଷିତ ହୁଅନ୍ତି ।ଏହି ମେଳା ପ୍ରତିବର୍ଷ ମାଘମାସ ଶୁକ୍ଳପକ୍ଷ ଚତୁର୍ଦ୍ଦଶୀ ଦିନରେ ଅନୁଷ୍ଠିତ ହୁଏ । ଏହାର ପାଞ୍ଚଦିନ ପୂର୍ବରୁ ତଥା ଦଶମୀ ତିଥିରୁ ମହିମାଗାଦିରେ ସନ୍ନ୍ୟାସୀଙ୍କର ସମାବେଶ ହୁଏ । ତ୍ରୟୋଦଶୀ ପାହାନ୍ତାରେ ମହିମା ମେଳା ଆରମ୍ଭ ହୁଏ ଏବଂ ଏହାକୁ ପାହାନ୍ତା ପୂର୍ଣ୍ଣମୀ ମଧ୍ୟ କୁହାଯାଏ । ଏହି ଉତ୍ସବରେ ବେଢା ପରିକ୍ରମା କାର୍ଯ୍ୟ ହୋଇଥାଏ । ବଳ୍କଳଧାରୀ ମହିମା ସମାଜ ତରଫରୁ ଯେଉଁ ସନ୍ନ୍ୟାସୀମାନେ ବଳ୍କଳ ପାଇବାକୁ ଯୋଗ୍ୟ ଏବଂ କୌପୀନଧାରୀ ସମାଜ ପକ୍ଷରୁ ଯେଉଁମାନେ ଆଡ଼ବନ୍ଧ ପାଇବା ପାଇଁ ମନୋନୀତ ହୁଅନ୍ତି ସେମାନଙ୍କୁ ତାହା ପ୍ରଦାନ କରାଯାଏ । ଏହି ଉତ୍ସବ ଦେଖିବା ପାଇଁ ସାଧାରଣ ଭକ୍ତଙ୍କୁ ଅନୁମତି ନଥାଏ । ତ୍ରୟୋଦଶୀ ସନ୍ଧ୍ୟାରେ କୌପୀନଧାରୀ ମହିମାସମାଜ ଏବଂ ବଳ୍କଳଧାରୀ ମହିମା ସମାଜର କର୍ମକର୍ତ୍ତାଗଣ ନିର୍ବାଚିତ ହୁଅନ୍ତି । ବିଭିନ୍ନ ଦେଶ ବୁଲି ସନ୍ନ୍ୟାସୀମାନେ ଆଦାୟ କରିଥିବା ଅର୍ଥ ଏବଂ ସାମଗ୍ରୀ ମହିମାଗାଦିର କର୍ମକର୍ତ୍ତାଙ୍କ ହାତରେ ଅର୍ପଣ କରନ୍ତି । ଚତୁର୍ଦ୍ଦଶୀ ଦିନ ଦିବା ଦୁଇଘଣ୍ଟା ସମୟରୁ ଉତ୍ସବ ପାଳନର ପ୍ରସ୍ତୁତି ହୁଏ । ଆକାଶରେ ପୂର୍ଣ୍ଣ ଚାନ୍ଦ । ମନ୍ଦିର ବେଢାରେ ବାଦ୍ୟନିନାଦ । ଲୋକାରଣ୍ୟ ହୁଏ ମହିମାପୀଠ । ମୁହୁର୍ମୁହଃ ଉଚ୍ଚାରିତ ହେଉଥାଏ ଅଲେଖ ମହିମା ଶବ୍ଦ । ଆକାଶର ପୂର୍ଣ୍ଣଚନ୍ଦ୍ର ଏବଂ ଘିଅ ଦୀପାଳିର ଆଲୋକ ମିଶି ଗାଦିମନ୍ଦିରର ଶ୍ରୀ ଯୋଗେଶ୍ୱର ମହିମାଙ୍କ ସ୍ମୃତିକୁ ଅବଲୋକନ କରୁଛନ୍ତି ଯେପରି । ମହିମା ଧର୍ମ ଏକ ସ୍ୱତନ୍ତ୍ର ଧର୍ମ ନୁହେଁ ,ଏହା ବିଶୁଦ୍ଧ ହିନ୍ଦୁ ଧର୍ମର ଭିତ୍ତିଭୂମି ଉପରେ ପ୍ରତିଷ୍ଠିତ । କେତେକ ସାହିତ୍ୟିକ ପଣ୍ଡିତ ମତ ଦିଅନ୍ତି ଯେ ମହିମା ଧର୍ମ ବୌଦ୍ଧ ଧର୍ମର ରୂପାନ୍ତର , କିନ୍ତୁ ତାହା ସମ୍ପୂର୍ଣ୍ଣ ଭୁଲ । କାରଣ ବୌଦ୍ଧ ଧର୍ମ ଓ ମହିମା ଧର୍ମର ଲକ୍ଷ୍ୟ ସମ୍ପୂର୍ଣ୍ଣ ଅଲଗା । ବୌଦ୍ଧ ଧର୍ମର ଲକ୍ଷ୍ୟ ନିର୍ବାଣ ପ୍ରାପ୍ତି ଏବଂ ମହିମା ଧର୍ମର ଲକ୍ଷ୍ୟ ବ୍ରହ୍ମଲାଭ । ମହିମା ଧର୍ମରେ ଦୁଇ ଶ୍ରେଣୀର ସନ୍ନ୍ୟାସୀ ଦୃଷ୍ଟିଗୋଚର ହୁଅନ୍ତି I ସେମାନେ ହେଲେ କୌପୀନଧାରୀ ଓ ବଳ୍କଳଧାରୀ । ଦୁଇଗୋଷ୍ଠି ସନ୍ନ୍ୟାସୀଙ୍କର ସୃଷ୍ଟିକର୍ତ୍ତା ନିଜେ ଯୋଗେଶ୍ୱର ମହିମାପ୍ରଭୁ । ସ୍ୱୟଂ ଯୋଗେଶ୍ୱର ମହିମାପ୍ରଭୁ ମହିମାଧର୍ମର ପ୍ରବର୍ତ୍ତକ । ତାଙ୍କର ଜନ୍ମସ୍ଥାନ, ଜନ୍ମକାଳ ଓ ପିତାମାତାଙ୍କ ସମ୍ବନ୍ଧରେ ଏ ପର୍ଯ୍ୟନ୍ତ କୌଣସି ନିର୍ଦ୍ଦିଷ୍ଟ ପ୍ରମାଣ ମିଳିନାହିଁ । ଯୋଗେଶ୍ୱର ମହିମାପ୍ରଭୁ ଅଯୋନିସମ୍ଭୂତ ବୋଲି ଜଣାଯାଏ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଚନ୍ଦ୍ରଗୁପ୍ତ ଓ ବିନ୍ଦୁସାରଙ୍କ ରାଜତ୍ୱ କାଳରେ କଳିଙ୍ଗ ଏକ ଶକ୍ତିଶାଳୀ ଓ ସ୍ୱାଧୀନ ରାଷ୍ଟ୍ର ଥିଲା । କିନ୍ତୁ ଅଶୋକ ରାଜ୍ୟାଭିଷେକର ଅଷ୍ଟମବର୍ଷରେ ଅର୍ଥାତ ଖ୍ରୀ.ପୂ:୨୬୧ରେ କଳିଙ୍ଗ ଆକ୍ରମଣ କରି ଜୟଲାଭ କରିଥିଲେ । ତାଙ୍କର ତ୍ରୟୋଦଶ ଶିଳାନୁଶାସନରେ କଳିଙ୍ଗ ଯୁଦ୍ଧର ରୋମାଞ୍ଚକର ବିଭୀଷିକା ବର୍ଣ୍ଣିତ ହୋଇଛି । ଏହି ଯୁଦ୍ଧରେ ଏକଲକ୍ଷ ଲୋକ ନୀହତ ହୋଇଥିଲେ । ଦେଢ଼ଲକ୍ଷ ଲୋକ ବନ୍ଦୀହୋଇ ଦେଶାନ୍ତରକୁ ପ୍ରେରିତ ହୋଇଥିଲେ ଏବଂ ପ୍ରାୟ ସେହି ସଂଖ୍ୟକ ବ୍ୟକ୍ତି ଯୁଦ୍ଧ ପର ଅବସ୍ଥାରେ ଆହାତ , ରୋଗାକ୍ରାନ୍ତ କିମ୍ବା ବୁଭୁକ୍ଷୁ ହୋଇ ମୃତ୍ୟୁମୂଖରେ ପଡ଼ିଥିଲେ । କଳିଙ୍ଗ ଯୁଦ୍ଧ ବୌଦ୍ଧ ଧର୍ମ ତଥା ପୃଥିବୀର ଇତିହାସରେ ଏକ ଯୁଗାନ୍ତକାରୀ ଘଟଣା । ଏହି ଯୁଦ୍ଧର ଦାରୁଣ ପରିଣତି ଅଶୋକଙ୍କ ମନରେ ଗଭୀର ଦୁଃଖ ଓ ଅନୁତାପ ଜାତ କରିଥିଲା । ହିଂସା ପ୍ରଣୋଦିତ ତରବାରିର ଜୟ ଜୟ ନୁହେଁ, ମାନବ-ହୃଦୟକୁ ଜୟ କରିବା ହିଁ ପ୍ରକୃତ ଜୟ ବୋଲି ଅନୁଭବ କରି ଅଶୋକ ଅସ୍ତ୍ର ପରିତ୍ୟାଗ କଲେ । ଉପଗୁପ୍ତ ନାମକ ଜଣେ ବୌଦ୍ଧ ସନ୍ନ୍ୟାସୀଙ୍କ ସଂସ୍ପର୍ଶରେ ଆସି ଅଶୋକ ବୌଦ୍ଧ ଧର୍ମ ଗ୍ରହଣ କରିଥିଲେ । ଏହା ପରେ ସତ୍ୟ ଓ ଅହିଂସା ବଳରେ ସେ ମାନବ ହୃଦୟକୁ ଜୟ କରିବା ପାଇଁ ଆତ୍ମ ନିୟୋଗ କଲେ । ସେ ନିଜ ବିଜୟ ପରେ ସୁନ୍ଦର ଭାବେ ଗଢ଼ି ତୋଳିଲେ ଓ ନିଜ ସାମ୍ରାଜ୍ୟରେ ମିଶେଇ ଥିଲେ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହଯାଏ । ପ୍ରତ୍ୟେକ ବେଦର ନିଜସ୍ୱ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
ହୀରାକୁଦ ନଦୀବନ୍ଧ, ମହାନଦୀ ତଟରେ ଅବସ୍ଥିତଥିବା ଓଡ଼ିଶାର ସବୁଠୁ ବଡ଼ ନଦୀବନ୍ଧ ଓ ଜଳ ପରିଯୋଜନା । ଏଠାରୁ ଜଳ ବିଦ୍ୟୁତ ଶକ୍ତି ଉତ୍ପାଦନ କରାଯାଇ ସାରା ଓଡ଼ିଶାକୁ ବିତରଣ କରାଯାଏ । ଏହା କୃଷି ଜଳସେଚନରେ ମଧ୍ୟ ସାହାଯ୍ୟ କରେ । ବନ୍ୟା ନିୟନ୍ତ୍ରଣ, ଜଳସେଚନ ଓ ବିଦ୍ୟୁତ ଉତ୍ପାଦନକୁ ଦୃଷ୍ଟିରେ ରଖି ହୀରାକୁଦ ବହୁମୁଖୀ ନଦୀବନ୍ଧ ଯୋଜନା ଭାରତ ସରକାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୧୯୫୭ରେ ସମ୍ପୂର୍ଣ୍ଣ ହୋଇଥିଲା । ଏହି ନଦୀବନ୍ଧ ଯୋଜନାରେ ସମୁଦାୟ ୮୪,୯୯୪ ବର୍ଗ କି.ମି. ଅଞ୍ଚଳରୁ ଜଳ ସଂଗୃହିତ ହେଉଥିବାବେଳେ ସେଥିରୁ ୬୭,୧୬୮ ବର୍ଗ କି.ମି.
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ତାରିଣୀ ମନ୍ଦିର ଓଡ଼ିଶାର କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ଏକ ଠାକୁରାଣୀ ମନ୍ଦିର । ଏଠାକାର ଅଧିଷ୍ଠାତ୍ରୀ ଦେବୀ ତାରିଣୀ । ପ୍ରବାଦରେ ଅଛି ଘଟଗାଁଠାରେ ଥିବା ମା ତାରିଣୀ ମନ୍ଦିରକୁ ୧୪୮୦ ମସିହାରେ କେନ୍ଦୁଝରର ତତ୍କାଳୀନ ରାଜା ଗୋବିନ୍ଦ ଭଞ୍ଜଦେଓ ନିର୍ମାଣ କରେଇଥିଲେ । ପୁରୀର ତତ୍କାଳୀନ ଗଜପତି ମହାରାଜାଙ୍କ ଆଦେଶକ୍ରମେ ମା ତାରିଣୀ ନୂଆ ମନ୍ଦିର ଘଟଗାଁଠାରେ ଶକ୍ତିପୀଠ ଭାବରେ ସ୍ଥାପିତ ହେଇପାରିଥିଲା । ମା ତାରିଣୀଙ୍କଠାରେ ମନାସିକ କାଲେ ତାହା ନିଶ୍ଚୟ ପୂରଣ ହୁଏ ବୋଲି ଭକ୍ତଙ୍କ ବିଶ୍ୱାସ ଥାଏ ।
{{Use British English|date=November 2011}} ଶ୍ରୀନିବାସ ରାମାନୁଜନ (pronunciation ) (୨୨ ଡିସେମ୍ବର ୧୮୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ 'ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ଜର୍ଜ ସାଇମନ ଓମ (German: [oːm]; ୧୬ ମାର୍ଚ୍ଚ ୧୭୮୯ - ୬ ଜୁଲାଇ ୧୮୫୪) ଜଣେ ଜର୍ମାନ ପଦାର୍ଥ ବିଜ୍ଞାନୀ ଓ ଗାଣିତିକ ଥିଲେ । ସେ "ଓମ'ଙ୍କ ନିୟମ" ପାଇଁ ଜଣାଶୁଣା । ଜଣେ ସ୍କୁଲ ଶିକ୍ଷକ ଭାବେ ଓମ ଆଲେସାଣ୍ଡ୍ରୋ ଭୋଲଟାଙ୍କଦ୍ୱାରା ଉଦ୍ଭାବିତ ଇଲେକ୍ଟ୍ରୋକେମିକାଲ ସେଲ ଉପରେ ଗବେଷଣା ଆରମ୍ଭ କରିଥିଲେ । ନିଜ ତିଆରି ଯନ୍ତ୍ରପାତି ବ୍ୟବହାର କରି ଓମ ଏକ ନିର୍ଦ୍ଧିଷ୍ଠ ତାପମାତ୍ରାରେ ପରିବାହୀରେ ପ୍ରବାହିତ ବିଦ୍ୟୁତ ଶକ୍ତି ପରିବାହୀର ଦୁଇ ପ୍ରାନ୍ତରେ ଥିବା ବିଦ୍ୟୁତ ବିଭବ ପାର୍ଥକ୍ୟ ସହିତ ସମାନୁପାତୀ ଓ ପରିବାହୀର ପ୍ରତିରୋଧ ସହିତ ପ୍ରତିଲୋମାନୁପାତୀ ବୋଲି ଆବିଷ୍କାର କରିଥିଲେ । ଏହା ଓମ'ଙ୍କ ନିୟମ ଭାବେ ଜଣାଶୁଣା ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭା ଦ୍ବାରା ନିର୍ମିତ) । ଏହା ଲୋକଙ୍କ ଦ୍ବାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ଟୁକୁନି ସାହୁ ଜଣେ ଓଡ଼ିଆ ରାଜନୀତିଜ୍ଞା । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ଟୁକୁନି ଓଡ଼ିଶା ବିଧାନ ସଭାର ଜଣେ ସଭ୍ୟା ତଥା ମନ୍ତ୍ରୀ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୪ ଓ ୨୦୧୯ ମସିହାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ଟିଟଲାଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୫ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଭାଷା ହେଉଛି ଯୋଗାଯୋଗର ଜଟିଳ ପ୍ରଣାଳୀକୁ ଶିଖିବା ଓ ବ୍ୟବହାର କରିବା ପାଇଁ ଥିବା ମନୁଷ୍ୟର ସାମର୍ଥ୍ୟ ଏବଂ ଗୋଟିଏ ଭାଷା ହେଉଛି ଏହି ଜଟିଳ ଯୋଗାଯୋଗ ପ୍ରଣାଳୀର ଏକ ଉଦାହରଣ । ପୃଥିବୀରେ ସର୍ବମୋଟ କେତେ ଭାଷା ଅଛି ଏକଥା ସଠିକ ଭାବେ କହିବା ସମ୍ଭବ ନୁହେଁ ଏବଂ ଏହି ସଂଖ୍ୟା ଭାଷା (language) ଓ ଲୋକଭାଷା (dialects) ମଧ୍ୟରେ ସୂକ୍ଷ୍ମ ପ୍ରଭେଦ ଉପରେ ନିର୍ଭର କରେ । ତଥାପି ଆକଳନ କରାଯାଇଛି ଯେ ଏହି ସଂଖ୍ୟା ୬୦୦୦ରୁ ୭୦୦୦ ହେବ ।
ହୃଷୀକେଶ ମଲ୍ଲିକ (ଜନ୍ମ : ୦୫ ମାର୍ଚ୍ଚ ୧୯୫୫) ଜଣେ ଭାରତୀୟ ପୂର୍ବତନ ଅଧ୍ୟାପକ, ଏବଂ ଓଡ଼ିଆ-ଭାଷୀ ସାହିତ୍ୟିକ, ସମ୍ପାଦକ । ସେ ୧୨ଟି କବିତା ପୁସ୍ତକ, ୨ଟି ଗଳ୍ପ ଓ ୧୦ଟିରୁ ଅଧିକ ସମାଲୋଚନା ମୂଳକ ପୁସ୍ତକ ସମେତ ସମୁଦାୟ ୪୦ଟିରୁ ପୁସ୍ତକ ପ୍ରକାଶ କରିଥିଲେ । ତାଙ୍କର "ସରିଯାଇଥିବା ଅପେରା" ପୁସ୍ତକ ପାଇଁ ୨୦୨୧ ମସିହାରେ ତାଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଏହା ଆଗରୁ ତାଙ୍କୁ ୧୯୮୮ ମସିହାରେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ମଧ୍ୟ ମିଳିଥିଲା । ୨୦୨୧ ମଇ ମସିହାରେ ଓଡ଼ିଶା ସରକାର ତାଙ୍କୁ ଓଡ଼ିଶା ସାହିତ୍ୟ ଏକାଡେମୀର ସଭାପତି ଭାବରେ ନିଯୁକ୍ତ କରିଥିଲେ ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବିମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।