ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବିମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରାଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧ - ୨୩ ଅଗଷ୍ଟ ୧୯୩୮) ଜଣେ ଓଡ଼ିଆ କବି ଥିଲେ । ସେ ଏକାଧାରରେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । କୁନ୍ତଳା ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜଗନ୍ନାଥ ମନ୍ଦିର (ବଡ଼଼଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼଼଼ଦେଉଳ ଏବଂ ବଡ଼଼଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଚନ୍ଦ୍ରଗୁପ୍ତ ଓ ବିନ୍ଦୁସାରଙ୍କ ରାଜତ୍ୱ କାଳରେ କଳିଙ୍ଗ ଏକ ଶକ୍ତିଶାଳୀ ଓ ସ୍ୱାଧୀନ ରାଷ୍ଟ୍ର ଥିଲା । କିନ୍ତୁ ଅଶୋକ ରାଜ୍ୟାଭିଷେକର ଅଷ୍ଟମବର୍ଷରେ ଅର୍ଥାତ ଖ୍ରୀ.ପୂ:୨୬୧ରେ କଳିଙ୍ଗ ଆକ୍ରମଣ କରି ଜୟଲାଭ କରିଥିଲେ । ତାଙ୍କର ତ୍ରୟୋଦଶ ଶିଳାନୁଶାସନରେ କଳିଙ୍ଗ ଯୁଦ୍ଧର ରୋମାଞ୍ଚକର ବିଭୀଷିକା ବର୍ଣ୍ଣିତ ହୋଇଛି । ଏହି ଯୁଦ୍ଧରେ ଏକଲକ୍ଷ ଲୋକ ନୀହତ ହୋଇଥିଲେ । ଦେଢ଼ଲକ୍ଷ ଲୋକ ବନ୍ଦୀହୋଇ ଦେଶାନ୍ତରକୁ ପ୍ରେରିତ ହୋଇଥିଲେ ଏବଂ ପ୍ରାୟ ସେହି ସଂଖ୍ୟକ ବ୍ୟକ୍ତି ଯୁଦ୍ଧ ପର ଅବସ୍ଥାରେ ଆହାତ , ରୋଗାକ୍ରାନ୍ତ କିମ୍ବା ବୁଭୁକ୍ଷୁ ହୋଇ ମୃତ୍ୟୁମୂଖରେ ପଡ଼ିଥିଲେ । କଳିଙ୍ଗ ଯୁଦ୍ଧ ବୌଦ୍ଧ ଧର୍ମ ତଥା ପୃଥିବୀର ଇତିହାସରେ ଏକ ଯୁଗାନ୍ତକାରୀ ଘଟଣା । ଏହି ଯୁଦ୍ଧର ଦାରୁଣ ପରିଣତି ଅଶୋକଙ୍କ ମନରେ ଗଭୀର ଦୁଃଖ ଓ ଅନୁତାପ ଜାତ କରିଥିଲା । ହିଂସା ପ୍ରଣୋଦିତ ତରବାରିର ଜୟ ଜୟ ନୁହେଁ, ମାନବ-ହୃଦୟକୁ ଜୟ କରିବା ହିଁ ପ୍ରକୃତ ଜୟ ବୋଲି ଅନୁଭବ କରି ଅଶୋକ ଅସ୍ତ୍ର ପରିତ୍ୟାଗ କଲେ । ଉପଗୁପ୍ତ ନାମକ ଜଣେ ବୌଦ୍ଧ ସନ୍ନ୍ୟାସୀଙ୍କ ସଂସ୍ପର୍ଶରେ ଆସି ଅଶୋକ ବୌଦ୍ଧ ଧର୍ମ ଗ୍ରହଣ କରିଥିଲେ । ଏହା ପରେ ସତ୍ୟ ଓ ଅହିଂସା ବଳରେ ସେ ମାନବ ହୃଦୟକୁ ଜୟ କରିବା ପାଇଁ ଆତ୍ମ ନିୟୋଗ କଲେ । ସେ ନିଜ ବିଜୟ ପରେ ସୁନ୍ଦର ଭାବେ ଗଢ଼ି ତୋଳିଲେ ଓ ନିଜ ସାମ୍ରାଜ୍ୟରେ ମିଶେଇ ଥିଲେ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ବିନୋଦ ଚନ୍ଦ୍ର ନାୟକ (୨ ସେପ୍ଟେମ୍ବର ୧୯୧୯ - ୧୫ ନଭେମ୍ବର ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ସାହିତ୍ୟିକ ଥିଲେ । ଗତାନୁଗତିକ ଧାରାରୁ ବାହାରି ଆଧୁନିକତା ସଙ୍ଗେ ରୋମାଣ୍ଟିକ ଚିନ୍ତାଧାରାର ସମ୍ମିଶ୍ରଣ ତାଙ୍କ କବିତାର ବିଶେଷତା ଥିଲା । କବିତା ସଂକଳନ ସରୀସୃପ ପାଇଁ ସେ ୧୯୭୦ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ ହୋଇଥିଲେ । ତାଙ୍କ କବିତା ସାରା ଦେଶରେ ଆଦୃତ ହୋଇଛି ଓ ବହୁ ଭାଷାରେ ଅନୁବାଦିତ ହୋଇଛି । ତାଙ୍କର କୃତି ସମୂହ ଉପରେ ଅନେକ ବିଦ୍ୟାର୍ଥୀ ଉଚ୍ଚତର ଗବେଷଣା କରି ଡକ୍ଟରେଟ ଉପାଧି ପାଇଛନ୍ତି ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।
ଶାନ୍ତନୁ ଆଚାର୍ଯ୍ୟ (ଜନ୍ମ: ୧୫ ମଇ ୧୯୩୩) ଜଣେ ଓଡ଼ିଆ ଗାଳ୍ପିକ, ଔପନ୍ୟାସିକ ଓ ଶିଶୁ ସାହିତ୍ୟିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ । ଶାନ୍ତନୁ ପ୍ରଥମେ ସମ୍ବଲପୁରର ଓରିଏଣ୍ଟ କାଗଜ କଳରେ କେମିଷ୍ଟ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହେବା ପରେ ୧୯୫୮ ମସିହା ଜାନୁଆରୀ ୩ତାରିଖରେ ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ, ପାରଳାଖେମୁଣ୍ଡିର ରସାୟନ ବିଭାଗରେ ଅଧ୍ୟାପକ ଭାବେ ଯୋଗ ଦେଇଥିଲେ । ତା'ଙ୍କ ସହ ସେହି ଦିନ ମହାପାତ୍ର ନୀଳମଣି ସାହୁ ମଧ୍ୟ ଓଡ଼ିଆ ବିଭାଗର ଅଧ୍ୟାପକ ଭାବେ ସେହି ମହାବିଦ୍ୟାଳୟରେ କାର୍ଯ୍ୟାରମ୍ଭ କରିଥିଲେ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଓଡ଼ିଶା ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭା ଦ୍ବାରା ନିର୍ମିତ) । ଏହା ଲୋକଙ୍କ ଦ୍ବାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଗୋକୁଳାନନ୍ଦ ମହାପାତ୍ର (୨୪ ମଇ ୧୯୨୨ - ୧୦ ଜୁଲାଇ, ୨୦୧୩) ଜଣେ ଓଡ଼ିଆ ବୈଜ୍ଞାନିକ ଓ ବିଜ୍ଞାନ ଲେଖକ ଥିଲେ । ୧୯୨୨ ମସିହା ମଇ ୨୪ ତାରିଖରେ ଭଦ୍ରକ ସହର ଅନ୍ତର୍ଗତ କୁଆଁସଠାରେ ଜନ୍ମଗ୍ରହଣ କରିଥିବା ଡଃ. ମହାପାତ୍ର ନିଜ ଗାଁ ସ୍କୁଲରୁ ପ୍ରାଥମିକ ଶିକ୍ଷା, ନାରାୟଣ ଚନ୍ଦ୍ର ଓ ଭଦ୍ରକ ହାଇସ୍କୁଲରୁ ମ୍ୟାଟ୍ରିକ ପାସ କରିବା ପରେ ରେଭେନ୍ଶା କଲେଜରୁ ରସାୟନ ବିଜ୍ଞାନରେ ସମ୍ମାନ ସହିତ ବି.ଏସ୍ସି. ଏବଂ କଲିକତାର ପ୍ରେସିଡେନ୍ସି କଲେଜରୁ ଏମ୍.ଏସ୍ସି ପାସ କରିଥିଲେ । ଉଚ୍ଚଶିକ୍ଷା କ୍ଷେତ୍ରରେ ତାଙ୍କ ଶ୍ୱଶୁର ଭଦ୍ରକ ଜିଲ୍ଲାର ଭୂୟାଁୱ୍ୟାସର ଜମିଦାର ସ୍ୱର୍ଗତଃ ବିନୋଦ ବିହାରୀ ରାୟଙ୍କ ସାହାଯ୍ୟ ଉଲ୍ଲେଖନୀୟ । ୧୯୫୮ ମସିହାରେ ସେ ପି.ଏଚ୍ଡି.
ତାରିଣୀ ମନ୍ଦିର ଓଡ଼ିଶାର କେନ୍ଦୁଝର ଜିଲ୍ଲାର ଘଟଗାଁରେ ଥିବା ଏକ ଠାକୁରାଣୀ ମନ୍ଦିର । ଏଠାକାର ଅଧିଷ୍ଠାତ୍ରୀ ଦେବୀ ତାରିଣୀ । ପ୍ରବାଦରେ ଅଛି ଘଟଗାଁଠାରେ ଥିବା ମା ତାରିଣୀ ମନ୍ଦିରକୁ ୧୪୮୦ ମସିହାରେ କେନ୍ଦୁଝରର ତତ୍କାଳୀନ ରାଜା ଗୋବିନ୍ଦ ଭଞ୍ଜଦେଓ ନିର୍ମାଣ କରେଇଥିଲେ । ପୁରୀର ତତ୍କାଳୀନ ଗଜପତି ମହାରାଜାଙ୍କ ଆଦେଶକ୍ରମେ ମା ତାରିଣୀ ନୂଆ ମନ୍ଦିର ଘଟଗାଁଠାରେ ଶକ୍ତିପୀଠ ଭାବରେ ସ୍ଥାପିତ ହେଇପାରିଥିଲା । ମା ତାରିଣୀଙ୍କଠାରେ ମନାସିକ କାଲେ ତାହା ନିଶ୍ଚୟ ପୂରଣ ହୁଏ ବୋଲି ଭକ୍ତଙ୍କ ବିଶ୍ୱାସ ଥାଏ ।
ଦେବସ୍ନାନ ପୂର୍ଣ୍ଣିମା ପରଦିନଠାରୁ ନେତ୍ରୋତ୍ସବ ପର୍ଯ୍ୟନ୍ତ ଜଗନ୍ନାଥ ମନ୍ଦିରରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରା ଜରରେ ପୀଡ଼ିତ ହୋଇ ଉପଚାର ଘେନୁଥିବାରୁ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତିନାହିଁ । ଏହି କାଳକୁ ଅଣସର ବା ଅନବସର କୁହାଯାଏ । ଦେବସ୍ନାନ ପୂର୍ଣ୍ଣିମା ଦିନ ଦେବସ୍ନାନ ମଣ୍ଡପରେ ଜଗନ୍ନାଥ, ବଳଭଦ୍ର, ଓ ସୁଭଦ୍ରାଙ୍କ ପ୍ରତିମା ଉପରେ ସୁନାକୂଅର ଅଧିବାସ ହୋଇ ରହିଥିବା ୧୦୮ ଗରା ଜଳ ଢଳାହୋଇ ସ୍ନାନ କରାଯାଏ । ଲଗାତର ୨୧ଦିନ ଧରି ନରେନ୍ଦ୍ର ପୋଖରୀରେ ଚାପଖେଳିବା ପରେ ଶ୍ରୀଜୀଉମାନେ ୧୦୮ ଗରା ଜଳରେ ସ୍ନାନ କରିବାରୁ ତାଙ୍କୁ ଜ୍ୱର ହୋଇଛି ବୋଲି ଯାତ୍ରୀମାନଙ୍କୁ କୁହାଯାଏ । ଜ୍ୱର ହେବାପରେ ଶ୍ରୀଜୀଉମାନଙ୍କୁ ଉପଚାର କରିବା ନିମନ୍ତେ ଦଇତାପତି ସେବକ ଓ ଅନ୍ୟ ସେବକମାନେ ଠାକୁରମାନଙ୍କୁ ଅଣସର ଘରକୁ (ଜଗନ୍ନାଥ ମନ୍ଦିରର ଜଗମୋହନରେ ଚନ୍ଦନ ଅର୍ଗଳି ନିକଟରେ ଥିବା ଏକ ସ୍ଥାନ) ନିଅନ୍ତି । ଏହି ସମୟରେ ମହାପ୍ରଭୁଙ୍କ ଦେହରେ ଚୁଆ, କର୍ପୁର, କସ୍ତୁରୀ ଓ ଚନ୍ଦନ ଲେପନ କରାଯିବା ସହ ପାରମ୍ପାରିକ ଉପଚାର କରାଯାଏ । ଅଣସର ଘରେ କେବଳ ଦଇତା ସେବକମାନେ ଅର୍ଥାତ ବିଶ୍ୱାବସୁଙ୍କ ବଂଶଧରମାନେ ସେବାକାର୍ଯ୍ୟ କରନ୍ତି । ବର୍ଷକ ବାର ମାସ ମଧ୍ୟରୁ ପତି ମହାପାତ୍ର ବା ବ୍ରାହ୍ମଣମାନଙ୍କ ସେବା ୧୧ମାସ ଏବଂ ଦଇତାମାନଙ୍କ ସେବା ଏକ ମାସ । ଏହା ଆଷାଢ଼ କୃଷ୍ଣ ପ୍ରତିପଦାରୁ ନୀଳାଦ୍ରୀ ବିଜେ ଯାଏଁ ଚଉଦଦିନ ଧରି କରାଯାଇଥାଏ ।
ମୁକ୍ତେଶ୍ୱର ଦେଉଳ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରଠାରେ ପର୍ଶୁରାମ ମନ୍ଦିରର ଅନତିଦୂରରେ ଅବସ୍ଥିତ । ଏହି ମନ୍ଦିରଟି ୯୫୦-୯୭୫ ମସିହା ମଧ୍ୟରେ ନିର୍ମାଣ କରାଯାଇଥିବା ଅନୁମାନ କରାଯାଏ । ଓଡ଼ିଶାରେ ହିନ୍ଦୁ ମନ୍ଦିର ଅନୁସନ୍ଧାନ ଏବଂ ଗବେଷଣାରେ ଏହାର ଭୂମିକା ଗୁରୁତ୍ୱପୂର୍ଣ୍ଣ ଅଟେ । ଏହି ମନ୍ଦିରର କାରୁକାର୍ଯ୍ୟ ପ୍ରାଚୀନ ବିକାଶର ନିଦର୍ଶନ ଦେଇଥାଏ, ଏଥିରୁ ଏକ ଶତ ବର୍ଷ ଧରି ବିଭିନ୍ନ ପରୀକ୍ଷାନିରୀକ୍ଷାର ପ୍ରାରମ୍ଭ ହୋଇଥିବା ଅନୁମାନ କରାଯାଏ; ଯାହା ଭୁବନେଶ୍ୱରରେସ୍ଥିତ ରାଜାରାଣୀ ମନ୍ଦିର ଏବଂ ଲିଙ୍ଗରାଜ ମନ୍ଦିରରେ ଦେଖିବାକୁ ମିଳେ । ଏହା ମଧ୍ୟ ସହରର ଏକ ପ୍ରମୁଖ ଦର୍ଶନୀୟ ସ୍ଥାନ ଅଟେ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ
ଭାରତ ଏକ ସଂଗଠିତ ଗଣରାଜ୍ୟ ଏହା ଅଠେଇସିଟି ରାଜ୍ୟ ଓ ଆଠଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭାଜିତ ହୋଇଛି । ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପୁନର୍ବାର ଜିଲ୍ଲା ଆଦିରେ ଉପବିଭାଜିତ ହୋଇଛନ୍ତି । .
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ମାଇକେଲ ଫାରାଡ଼େ, ଇଂରେଜ ପଦାର୍ଥ ବିଜ୍ଞାନୀ ଏବଂ ରସାୟନବିଦ ଥିଲେ । ସେ ବିଦ୍ୟୁତ୍ ସ୍ରୋତର ଚୁମ୍ବକୀୟ ପ୍ରଭାବ ଆବିଷ୍କାର କରିଥିଲେ । ସେ ବିଦ୍ୟୁତ୍-ଚୁମ୍ବକୀୟ ପ୍ରେରଣର ଗବେଷଣା କରି ତାକୁ ନିୟମଭୁକ୍ତ କରିଥିଲେ । ଏହାଦ୍ୱାରା ଡାଇନାମୋ ଏବଂ ବିଦ୍ୟୁତ୍ ମୋଟରର ନିର୍ମାଣ ହୋଇଥିଲା । ପରେ 'ଗସ' (Gauss) ଙ୍କର ବିଦ୍ୟୁତ-ଚୁମ୍ବକତ୍ୱର ଚାରି ସମୀକରଣରେ ଫାରାଡ଼େଙ୍କର ଏହି ନିୟମ ମଧ୍ୟ ମିଶିଲା । ଫାରାଡ଼େ ବିଦ୍ୟୁତ୍ ରସାୟନ ଉପରେ ମଧ୍ୟ ଅନେକ ଗବେଷଣା କରିଥିଲେ ଏବଂ ଦୁଇଟି ନିୟମ ମଧ୍ୟ ଦେଇଥିଲେ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଜୟକୁମାରୀ ଦେବିକା (ମାଲାୟାଲମ୍: ജെ। ദേവിക) ଜଣେ ମାଲାୟାଲୀ ଐତିହାସିକ, ନାରୀବାଦୀ, ସାମାଜିକ ସମାଲୋଚକ ଏବଂ କେରଳର ଏକାଡେମିକ୍ ଅଟନ୍ତି । ସେ ବର୍ତ୍ତମାନ ପ୍ରଫେସର ଭାବରେ ଥିରୁବନନ୍ତପୁରମ୍ ସେଣ୍ଟର ଫର ଡେଭଲପମେଣ୍ଟ ଷ୍ଟଡିରେ ଅନୁସନ୍ଧାନ ଏବଂ ଶିକ୍ଷାଦାନ କରୁଛନ୍ତି । ସେ କେରଳର ପ୍ରାରମ୍ଭରେ ଲିଙ୍ଗ ସମ୍ପର୍କ ଉପରେ ଅନେକ ପୁସ୍ତକ ଏବଂ ପ୍ରବନ୍ଧ ଲେଖିଛନ୍ତି । ସେ ଦ୍ୱିଭାଷୀ ଅର୍ଥାତ ମାଲାୟାଲମ୍ ଏବଂ ଇଂରାଜୀ ମଧ୍ୟରେ ଉଭୟ କାଳ୍ପନିକ ଏବଂ ଅଣ-କାଳ୍ପନିକ ପୁସ୍ତକ ଅନୁବାଦ କରିଛନ୍ତି । ସେ କାଫିଲା, ଅର୍ଥନୈତିକ, ରାଜନୈତିକ, ସାପ୍ତାହିକ ଏବଂ ଦି ୱାୟାର ଭଳି ପ୍ରକାଶନରେ ଲିଙ୍ଗ, ରାଜନୀତି, ସାମାଜିକ ସଂସ୍କାର ଏବଂ କେରଳର ବିକାଶ ଉପରେ ଲେଖିଛନ୍ତି ।
ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନ୍ସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମର ଜଣେ ନାୟିକା ଥିଲେ । ସ୍ୱଦେଶ ଓ ସ୍ୱଜାତିକୁ ପରାଧୀନତାର ବନ୍ଧନରୁ ମୁକ୍ତ କରିବା ପାଇଁ ସେ ସଂଗ୍ରାମ କରିଥିଲେ । ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗଚାଳନା, ଅଶ୍ୱାରୋହଣ, ବିଭିନ୍ନ ପ୍ରକାର ଶାରୀରିକ ବ୍ୟାୟାମ, ଦୁର୍ଦ୍ଦାନ୍ତ ହସ୍ତୀମାନଙ୍କୁ ଆୟତ କରିବା ଆଦି କଳାରେ ସେ ପାରଙ୍ଗମ ଥିଲେ ।
କୁଷ୍ଠ ଏକ ଦୀର୍ଘ ସ୍ଥାୟୀ ରୋଗ ଯାହାକୁ ଇଂରାଜୀରେ ଲେପ୍ରୋସି (Leprosy) ବା ହାନ୍ସେନ୍ ରୋଗ (Hansen’s disease ବା HD) କହନ୍ତି । ମାଇକୋବ୍ୟାକ୍ଟେରିଅମ ଲେପ୍ରି (Mycobacterium leprae) ଓ ମାଇକୋବ୍ୟାକ୍ଟେରିଅମ ଲେପ୍ରୋମାଟୋସିସ (Mycobacterium lepromatosis) ନାମକ ଦୁଇ ପ୍ରକାର ବ୍ୟାକ୍ଟେରିଆଦ୍ୱାରା ଏହି ରୋଗ ହୁଏ । ଏହି ରୋଗ ପ୍ରାରମ୍ଭରେ ଆଦୌ ଲକ୍ଷଣଯୁକ୍ତ ହୁଏ ନାହିଁ ଓ ୫ରୁ ୨୦ ବର୍ଷ ପର୍ଯ୍ୟନ୍ତ ବିନା ଲକ୍ଷଣରେ ରହିପାରେ । ସ୍ନାୟୁ, ଚର୍ମ, ଶ୍ୱାସ ନଳୀ, ଚକ୍ଷୁ ଇତ୍ୟାଦିରେ ଏହି ରୋଗ ଗ୍ରାନୁଲୋମା ଆକାରରେ ଦେଖାଯାଏ । ରୋଗ ପ୍ରଭାବିତ ସ୍ଥାନରେ କୌଣସି ପେନ୍ ବା ଯନ୍ତ୍ରଣା ହୁଏ ନାହିଁ, ଏଣୁ ଉର୍ଦ୍ଧ୍ୱ ଓ ନିମ୍ନ ଅବୟବର ପ୍ରାନ୍ତ ଭାଗ (ପାଦ ଓ ହାତର ଆଙ୍ଗୁଳିମାନ) ପୁନଃ ପୁନଃ କ୍ଷତପ୍ରାପ୍ତ ହୋଇ କ୍ଷୟ ହୋଇଯାଏ । ଦୁର୍ବଳ ଲାଗେ ଓ ଦୃଷ୍ଟିଶକ୍ତି କମିଯାଏ । ବ୍ୟାକ୍ଟେରିଆ ସଂଖ୍ୟା ଅନୁଯାୟୀ କୁଷ୍ଠ ରୋଗର ପଶିବ୍ୟାସିଲାରି ଓ ମଲ୍ଟିବ୍ୟାସିଲାରି ନାମକ ମୁଖ୍ୟତଃ ଦୁଇ ପ୍ରକାର ଉପସ୍ଥାପନା ଦେଖାଯାଏ । ସ୍ୱଳ୍ପ ବର୍ଣ୍ଣକ (poor pigment) ଓ କାଲୁଆ ଚର୍ମ (numb skin) ଥିବା ଛଉ ଉପସ୍ଥିତି ଅନୁସାରେ ଏହି ଦୁଇ ପ୍ରକାର ରୋଗର ଭିନ୍ନତା ଜଣାଯାଏ । ପଶିବ୍ୟାସିଲାରିରେ ୫ ବା ୫ରୁ କମ ଓ ମଲ୍ଟିବ୍ୟାସିଲାରିରେ ୫ରୁ ଅଧିକ ଛଉ ଥାଏ । ଚର୍ମ ବାୟୋପ୍ସି ନେଇ ସେଥିରେ ଏସିଡ-ଫାଷ୍ଟ ବାସିଲାଇ ଉପସ୍ଥିତି ଦେଖି ବା ପଳିମରେଜ ଚେନ ରିଆକ୍ସନ (PCR)ଦ୍ୱାରା ଡି.ଏନ.ଏ.
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଏମାର ମଠ ଓଡ଼ିଶାର ପୁରୀରେ ଥିବା ଏକ ମଠ । ଏହା ପୁରୀରେ ଥିବା ସବୁଠାରୁ ପୁରୁଣା ମଠମାନଙ୍କ ଭିତରୁ ଗୋଟିଏ । ସନ୍ଥ ରାମାନୁଜ ପ୍ରଥମେ ସ୍ୱର୍ଗଦ୍ୱାରରେ ଛତା ପୋତି ରହିଥିଲେ । ତାପରେ ସେଠାରେ ସେ ମଠ କରିଥିଲେ । ଏହା ପରେ ବର୍ତ୍ତମାନର ଏମାର ମଠ ସ୍ଥାନରେ ଛତା ପୋତି ନିଜ ଶିଷ୍ୟଙ୍କ ସହ ରହିଲେ । ସେହି ଛତାରୁ ସେଠାରେ ଏମାର ମଠ ହେଲା । ବିବାଦୀୟ ଭାବେ, ୨୦୧୧ ମସିହାରେ ଏଠାରେ ୯୦ କୋଟି ଟଙ୍କା ମୁଲ୍ୟର ୫୨୨ଟି ରୂପା ଦଣ୍ଡି (୧୮ କିଗ୍ରା) ମିଳିଥିଲା ।
{{Infobox person | name = ଚାଣକ୍ୟ | image = Chanakya.jpg | image_size = | alt = | caption = An artist's imagination of Chanakya | birth_date = c. 370 BCE | birth_place =ଜନ୍ମ ସ୍ଥାନ ବିବାଦୀୟ , କେତେକଙ୍କ ମତରେ ପାଟଳୀପୁତ୍ର, ତକ୍ଷଶିଳା ଏବଂ ଦକ୍ଷିଣ ଭାରତ | death_date = c. 283 BCE | death_place = ପାଟଳୀପୁତ୍ର | other_names = କୈଟିଲ୍ୟ, ବିଷ୍ଣୁଗୁପ୍ତ | alma_mater = ତକ୍ଷଶିଳା | occupation = Professor and royal advisor | known_for = Foundation of the ମୌର୍ଯ୍ୟ ସାମ୍ରାଜ୍ୟ | notable_works = ଅର୍ଥଶାସ୍ତ୍ର (authorship disputed), ଚାଣକ୍ୟ ନୀତି | influences = | influenced = | footnotes = କୌଟିଲ୍ୟ (ଖ୍ରୀ.ପୂ.
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଓଡ଼ିଶାରେ ଫଗୁ ଦଶମୀରୁ ଦୋଳ ଯାତ୍ରା ଆରମ୍ଭ ହୋଇଥାଏ । ଏହାର ଗୁରୁତ୍ୱ ବୈଷ୍ଣବ ଧର୍ମ ପରମ୍ପରାର ପ୍ରଚାର ଓ ପ୍ରସାର ସହିତ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ତେବେ ଏହା ମୁଖ୍ୟତଃ ଗ୍ରାମ ଗ୍ରାମ ମଧ୍ୟରେ, ଗୋଷ୍ଠୀ ଗୋଷ୍ଠୀ ମଧ୍ୟରେ, ବ୍ୟକ୍ତି ବ୍ୟକ୍ତି ମଧ୍ୟରେ ଏକ ସ୍ନେହ, ସଦ୍ଭାବ ଓ ପାରମ୍ପାରିକ ସୌହାର୍ଯ୍ୟର ପରିଚାୟକ ପର୍ବ ଭାବରେ ପାଳିତ ହୋଇଥାଏ । ପୃଥିବୀରେ ନୂତନ ଶିହରଣ ଜଗାଇ ପାରିବା ଭଳି ଶକ୍ତିରେ ଶକ୍ତିମନ୍ତ ଋତୁରାଜ ବସନ୍ତକୁ ସ୍ୱାଗତ ଜଣାଇବା ପାଇଁ ଦୋଳଯାତ୍ରାର ଆୟୋଜନ ବୋଲି ଗ୍ରହଣ କରାଯାଇଥାଏ। ଦ୍ୱାଦଶ ଶତାବ୍ଦୀର ଓଡ଼ିଆ ଜ୍ୟୋତିର୍ବିଦ ଶତାନନ୍ଦଙ୍କ ରଚିତ ଶତାନନ୍ଦ ସଂଗ୍ରହରେ ଦୋଳଯାତ୍ରା ସଂପର୍କରେ ବିଭିନ୍ନ ବର୍ଣ୍ଣନାରୁ ସ୍ପଷ୍ଟ ଅନୁମିତ ହୁଏ ଯେ ଅତି କମରେ ଦୀର୍ଘ ଆଠଶହ ବର୍ଷ ତଳୁ ଓଡ଼ିଶାରେ ଦୋଳଯାତ୍ରା ପାଳିତ ହୋଇ ଆସୁଛି । ସାଧାରଣତଃ ଏହି ଯାତ୍ରା ପାଞ୍ଚଦିନ ପାଇଁ ମହାସମାରୋହରେ ପାଳିତ ହୋଇ ରଜଦୋଳ ବା ପଞ୍ଚୁଦୋଳ ନାମରେ ନାମିତ ହୋଇଥାଏ । କେତେକ ସ୍ଥାନରେ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ଆରମ୍ଭ ହୋଇ ପାଞ୍ଚଦିନ ପର୍ଯ୍ୟନ୍ତ ପଞ୍ଚଦୋଳ ଭାବେ ଯାତ୍ରା ପାଳନ କରାଯିବାବେଳେ ଆଉ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନକୁ ପର୍ବର ଶେଷ ଦିବସ ରୂପେ ରଜଦୋଳ ନାମରେ ନାମିତ ହୋଇ ଏହି ଯାତ୍ରା ଶେଷହୁଏ । ଯେଉଁ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନରୁ ଆରମ୍ଭ ହୋଇ ଛଅଦିନ ପର୍ଯ୍ୟନ୍ତ ଏହି ପର୍ବ ପାଳିତ ହୋଇଥାଏ, ସେଠାରେ ଛଅଦୋଳ ଏବଂ ଯେଉଁଠି ନଅଦିନ ପର୍ଯ୍ୟନ୍ତ ପାଳନ କରାଯାଇପାରେ ସେଠାରେ ଏହାକୁ ନବଦୋଳ ବୋଲି କୁହାଯାଏ। ଅନେକ ସ୍ଥାନରେ ସାତଦିନ ଓ ଦଶଦିନ ଧରି ଦୋଳଯାତ୍ରା ଆୟୋଜିତ ହେବାର ଦୃଷ୍ଟାନ୍ତ ମଧ୍ୟ ରହିଛି ।
ରାଜନୀତି ବିଜ୍ଞାନରେ ବିଭିନ୍ନ ଉପବିଭାଗ ରହିଛି ଯଥା ତୁଳନାତ୍ମକ ରାଜନୀତି, ରାଜନୀତିକ ଅର୍ଥନୀତି, ଅନ୍ତର୍ଜାତୀୟ ସମ୍ପର୍କ, ରାଜନୀତିକ ତତ୍ତ୍ୱ, ସାଧାରଣ ପ୍ରଶାସନ, ଜନନୀତି ଏବଂ ରାଜନୀତିକ ପଦ୍ଧତି । ଅଧିକନ୍ତୁ ରାଜନୀତି ବିଜ୍ଞାନ ଅର୍ଥନୀତି, ଆଇନ, ସମାଜ ବିଜ୍ଞାନ, ଇତିହାସ, ଦର୍ଶନ, ଭୂଗୋଳ, ମନୋବିଜ୍ଞାନ/ମାନସିକ ରୋଗ, ଆନ୍ଥ୍ରୋପୋଲୋଜି ଏବଂ ସ୍ନାୟୁବିଜ୍ଞାନ ସହିତ ଜଡ଼ିତ ଓ ଏବଂ ସେସବୁରୁ ଉଦ୍ଧୃତ ।
ଓଡ଼ିଶାରେ ଗଙ୍ଗବଂଶର ଉତ୍ପତି ଓ ରାଜତ୍ୱ ଅନେକ ରାଜନୈତିକ ଘଟଣାର ସମାହାର ଥିଲା । ସୋମବଂଶର ଶେଷ ରାଜାମାନଙ୍କର ଦୁର୍ବଳ ଶାସନ ଯୋଗୁଁ ଓଡ଼ିଶାରେ ଅରାଜକତ ଓ ରାଜନୈତିକ ଅଧାପତନ ଆରମ୍ଭ ହୋଇଥିଲା । ଗଙ୍ଗବଂଶର ଉତ୍ପତି ଦକ୍ଷିଣାତ୍ୟ କଳିଙ୍ଗ ଦେଶରେ ପ୍ରାୟ ପଞ୍ଚମ ଶତାବ୍ଦୀର ଶେଷ ଭାଗରେ ହୋଇଥିଲା । ତାହା ପୂର୍ବ ଗଙ୍ଗ ବଂଶ ନାମରେ ପରିଚିତ ଥିଲା । ଏହି ବଂଶର ରାଜ ପ୍ରଥମ ଇନ୍ଦ୍ର ବର୍ମନ ପରାକ୍ରମଶାଳୀ ହୋଇ ନିଜକୁ ତ୍ରୀକଳିଙ୍ଗାଧିପତି ଉପାଧିରେ ଭୂଷିତ କରାଇ କଳିଙ୍ଗ ନଗରଠାରେ ରାଜଧାନୀ ସ୍ଥାପନ କରି ନିରବଛିନ୍ନ ଭାବରେ ଶାସନ କରିଥିଲେ । ଏହା ବର୍ତ୍ତମାନର ଆନ୍ଧ୍ରପ୍ରଦେଶ ରାଜ୍ୟର୍ରେ ଅବସ୍ଥିତ ମୁଖଲିଙ୍ଗମ୍ ଅଟେ । ସେଠାରେ ସେହି ପୂର୍ବ ଗଙ୍ଗବଂଶ ରାଜାମାନେ ରାଜନୈତିକ ଘାତ ପ୍ରତିଘାତ ମଧ୍ୟରେ ଏକାଦଶ ଶତବ୍ଦୀ ପର୍ଯ୍ୟନ୍ତ ରାଜତ୍ୱ କରିଥିଲେ । ଏକାଦଶ ଶତବ୍ଦୀରେ ରାଜ ପଞ୍ଚମ ବଜ୍ରହସ୍ତ କଳିଙ୍ଗ ଇତିହାସକୁ ନୂତନ ମୋଡ ଦେଇଥିଲେ । ତାଙ୍କ ସମୟରେ କଳିଙ୍ଗର ରାଜ୍ୟ ବିସ୍ତାର ଓ ପ୍ରଶାସନିକ ଦୃଢିକରଣ ହୋଇଥିଲା । ତାଙ୍କର ଉତ୍ତରାଧିକାରୀ ରାଜ ରାଜରାଜ ଦେବ ମଧ୍ୟ ଜଣେ ସାମ୍ରାଜ୍ୟବାଦୀ ଶାସକ ଥିଲେ । ସେ ଚୋଳ, ଉତ୍କଳ, କିମିଡ, କୋଶଳ ଆଦି ରାଜମାନଙ୍କୁ ପରାଜିତ କରି ଓ ବୈବାହିକ ସମ୍ପର୍କ ରଖି ଏକ ବିଶାଳ ସାମ୍ରାଜ୍ୟ ଗଢିଥିଲେ । ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳର ସୋମନଂଶୀ ଶାସକମାନଙ୍କର ଦୁର୍ବଳତା ଓ ଅପାରଗତାର ସୁଯୋଗ ନେଇ ଅନନ୍ତ ବର୍ମନ ଚୋଡଗଙ୍ଗ ଦେବ ପ୍ରାୟ ଖ୍ରୀ:ଅ: ୧୦୭୭ ବେଳକୁ ଓଡ଼ିଶାର ଗଙ୍ଗବଂଶର ସାମ୍ରାଜ୍ୟ ପ୍ରତିଷ୍ଠା ଆରମ୍ଭ କରିଥିଲେ । ତେଣୁ ସେ ଓଡ଼ିଶାର ଗଙ୍ଗ ସାମ୍ରାଜ୍ୟର ନିର୍ମାତ ଅଟନ୍ତି । ପୂର୍ବ ଗଙ୍ଗବଂଶର ଦାୟଦଭାବେ ଅନନ୍ତବର୍ମନ ଚୋଡଗଙ୍ଗ ଦେବ ଓଡ଼ିଶାରେ ସାମ୍ରାଜ୍ୟବାଦୀ ଗଙ୍ଗବଂଶର ସ୍ଥାପୟିତା ଥିଲେ । ଖ୍ରୀ:ଅ: ୧୦୭୬ରେ ଅନନ୍ତବର୍ମନ ଚୋଡଗଙ୍ଗ ଦ୍ଦେବଙ୍କ ରାଜତ୍ୱ ଆରମ୍ଭ କାଳଠାରୁ ସାମ୍ରଜ୍ୟବାଦୀ ଗଙ୍ଗବଂଶର ଉତଥାନ ଆରମ୍ଭ ହୋଇ ନରସିଂହ ପ୍ରଥମଙ୍କ ରାଜତ୍ୱ କାଳରେ ଯଥା- ଖ୍ରୀ:ଅ: ୧୨୩୮ରେ ତାହ ଶୀର୍ଷ ସ୍ଥାନକୁ ସ୍ପର୍ଶ କରିଥିଲା । କାଳକ୍ରମେ ଏହି ବଂଶର ଶେଷ ନରପତି ଚତୁର୍ଥ ଭାନୁଦେବଙ୍କ ରାଜତ୍ୱ କାଳରେ ଯଥା ୧୪୩୪ ମସିହା ବେଳକୁ ଏହି ବଂଶର ଅବସାନ ଘଟିଥିଲା । ଗଙ୍ଗ ରାଜତ୍ୱ କଳିଙ୍ଗ ଇତିହାସରେ ଏକ ଗୌରବମୟ ଅଧ୍ୟାୟ ସୃଷ୍ଟି କରିଥିଲା । ଏହି ରାଜବଂଶର ବିଶେଷତ୍ୱ ଏହି ଯେ ମଧ୍ୟଯୁଗ ଭାରତର ଘୋର ଦୁର୍ଦ୍ଦିନ ସମୟରେ ଏହି ବଂଶର ରାଜମାନେ ପରାକ୍ରମଶାଳୀ ହୋଇ ରାଜ୍ୟଜୟ, ହିନ୍ଦୁଧର୍ମ, କଳା, ସ୍ଥାପତ୍ୟର ପୃଷ୍ଠପୋଷକତା କରି ଅସାଧାରଣ କୃତିତ୍ୱର ପରିଚୟ ଦେଇଥିଲେ । ସୁଲତାନ୍ ମାମୁଦଙ୍କ ଭାରତର ଅଧିକାର ସମୟଠାରୁ ମହମ୍ମଦ୍ ଘୋରୀଙ୍କ ଭାରତ ଆକ୍ରମଣ ସମୟକାଳ ପର୍ଯ୍ୟନ୍ତ ଓଡ଼ିଶାରେ ଏକ ଶକ୍ତିଶାଳୀ ସ୍ୱଧୀନ ହିନ୍ଦୁ ରାଜ୍ୟ ଅନନ୍ତବର୍ମ ଚୋଡଗଙ୍ଗ ଦେବଙ୍କଦ୍ୱାରା ସ୍ଥାପିତ ହୋଇଥିଲା । ଏହା ଗଙ୍ଗାଠାରୁ ଗୋଦାବରୀ ପଯ୍ୟନ୍ତ ବିସୃତ ଥିଲା । ଗଙ୍ଗ ରାଜାମାନେ ଦକ୍ଷତାର ସହ ମୁସଲମାନମାନଙ୍କ ଆକ୍ରମଣକୁ ପ୍ରତିହତ କରିଥିଲେ । ଉତ୍ତର ଓ ଦକ୍ଷିଣ ଭାରତର ଅନେକ ହିନ୍ଦୁ ସ୍ଥାପତ୍ୟ ଓ ଦେବାଳୟ ଧୂଲିସାତ ହେଉଥିବା ବେଳେ ସେହି ଯୁଗରେ ଓଡ଼ିଶାର ଗଙ୍ଗ ରାଜାମାନେ ପୃଥିବୀ ପ୍ରସିଦ୍ଧ ଜଗନ୍ନାଥ ମନ୍ଦିର ଓ କୋଣାର୍କ ମନ୍ଦିର ନିର୍ମାଣ କରିଥିଲେ । ଏହି ସମୟରେ ଓଡ଼ିଶାକୁ ହିନ୍ଦୁଧର୍ମ ଓ ସଂସ୍କୃତିର ଏକ ପ୍ରଧାନ ପୀଠ ରୂପେ ପରିଣତ କରି ଓଡ଼ିଶା ଇତିହାସରେ ଗଙ୍ଗବଂଶ ଏକ ଉଲ୍ଲେଖ ଯୋଗ୍ୟ ସ୍ଥାନ ଅଧିକାର କରିଥିଲା । ବିଭିନ୍ନତା ଓ ବିଭେଦତା ମଧ୍ୟରେ ଏକତା ସ୍ଥାପନ କରି ଓଡ଼ିଶାକୁ ଗୌରବ ବିମଣ୍ଡିତ କରିବା ଗଙ୍ଗବଂଶର ରାଜାମାନଙ୍କର ପାରଦର୍ଶିତା ପ୍ରକଶ କରିଥିଲା ।
ସାବିତ୍ରିବାଇ ଜ୍ୟୋତି ରାଓ ଫୁଲେ (୩ ଜାନୁୟାରୀ ୧୮୩୧ - ୧୦ ମାର୍ଚ୍ଚ ୧୮୯୭) ଜଣେ ଭାରତୀୟ ଶିକ୍ଷିକା, ସମାଜ ସୁଧାରିକା ଏବଂ କବୟତ୍ରୀ ଥିଲେ। ବ୍ରିଟିଶ ଶାସନ ସମୟରେ ସେ ତାଙ୍କ ସ୍ୱାମୀ ଜ୍ୟୋତିରାଓ ଗୋବିନ୍ଦରାଓ ଫୁଲେଙ୍କ ସହିତ ମିଶି ନାରୀମାନଙ୍କ ଅଧିକାର ଏବଂ ଶିକ୍ଷା ପାଇଁ କାର୍ଯ୍ୟ କରିଥିଲେ । ସାବିତ୍ରୀବାଇ ଭରତର ପ୍ରଥମ ବାଳିକା ବିଦ୍ୟାଳୟରେ ପ୍ରଥମ ମହିଳା ଶିକ୍ଷୟିତ୍ରୀ ଥିଲେ । ତାଙ୍କୁ ଲୋକେ ଆଧୁନିକ ମରାଠୀ କାବ୍ୟର ଅଗ୍ରଦୂତ ଭାବେ ମାନନ୍ତି ।
ଜୈନଧର୍ମ ଏକ ପ୍ରାଚୀନ ଧର୍ମ ବୋଲି ଐତିହାସିକମାନେ ମତବ୍ୟକ୍ତ କରନ୍ତି । ସମ୍ଭବତଃ ଜୈନଧର୍ମ ହିଁ ବୈଦିକ କର୍ମକାଣ୍ଡ, ଜୀବହତ୍ୟା, ବ୍ୟୟସାପେକ୍ଷ ଯଜ୍ଞାନୁଷ୍ଠାନ , ଜାତିପ୍ରଥା ଆଦିର ବିରୋଧ କରିଥିଲା । ଅଙ୍ଗସୂତ୍ର,ଉପାଙ୍ଗସୂତ୍ର, କଳ୍ପସୂତ୍ର ପ୍ରଭୃତି ଜୈନମାନଙ୍କର ପ୍ରଧାନ ଧର୍ମଗ୍ରନ୍ଥ । ଖ୍ରୀଷ୍ଟପୂର୍ବ ଷଷ୍ଠ ଶତାବ୍ଦୀରେ ବର୍ଦ୍ଧମାନ ମହାବୀର ଜୈନ ଧର୍ମ ପ୍ରଚାର କରିଥିଲେ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ଶ୍ରୀ ଅରବିନ୍ଦ (ବଙ୍ଗାଳୀ - শ্রী অরবিন্দ - Sri Ôrobindo) ହେଉଛନ୍ତି ଏକାଧାରରେ ଜଣେ ଯୋଗୀ, ଗୁରୁ, କ୍ରାନ୍ତିକାରୀ, ସ୍ୱାଧୀନତା ସଂଗ୍ରାମୀ, ଦାର୍ଶନିକ ତଥା କବି । ସେ ୧୫ ଅଗଷ୍ଟ ୧୮୭୨ ମସିହାରେ ଇଂରେଜ ଶାସନାଧୀନ ଭାରତର କଲିକତା ନଗରରେ ଭୂମିଷ୍ଠ ହୋଇଥିଲେ । ମାନବ ଜାତିର ପୂର୍ଣାଙ୍ଗ ଅଭ୍ୟୁଦୟ ସମ୍ବନ୍ଧରେ ନିଜର ଦର୍ଶନ ବିକଶିତ ହେବା ଆଗରୁ ସେ ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଯୋଗଦାନ କରି ସେ ଜଣେ ମହାନ ନେତା ହିସାବରେ ପରିଚିତ ହୋଇ ଅଛନ୍ତି। ସେ ସଶସ୍ତ୍ର ସଂଗ୍ରାମରେ ବିଶ୍ୱାସୀ ଥିଲେ । ଶ୍ରୀ ଅରବିନ୍ଦଙ୍କ ଦର୍ଶନର ମୂଳ ତତ୍ତ୍ୱ ହେଉଛି ସାଧାରଣ ମାନବ ଜୀବନକୁ ଦିବ୍ୟ ଜୀବନରେ ରୂପାନ୍ତରଣ କରିବା । ସେ କହିଛନ୍ତି, ‘ମଣିଷ ହେଉଛି ଏକ ବିକାଶୋନ୍ମୁଖୀ ସତ୍ତା। ସେ ପୂର୍ଣ ବିକଶିତ ନୁହେଁ। ମାନସରୁ ଅତିମାନସ ପର୍ଯ୍ୟନ୍ତ ବିକାଶ ହେଉଛି ବିଶ୍ୱ ଚେତନା ଉତ୍ତରଣର ପରବର୍ତ୍ତୀ ମାଇଲ ଖୁଣ୍ଟ । ଆଉ ଏହା ଅତି ଆବଶ୍ୟକ କାରଣ ଏହା ହେଉଛି ଅନ୍ତରାତ୍ମାର ମୂଳ ଉଦ୍ଦେଶ୍ୟ ଓ ନୈସର୍ଗିକ ନିୟମ।’ ଏହିପରି ଭାବରେ ଶ୍ରୀ ଅରବିନ୍ଦ ‘ମୁକ୍ତି’କୁ ଏକ ଭିନ୍ନ ରୂପରେ ପ୍ରତି ପାଦନ କରିଛନ୍ତି, ଯାହା ବୈୟକ୍ତିକ ନୁହେଁ ବରଂ ସାମଗ୍ରିକ, ସମ୍ପୂର୍ଣ୍ଣ ମାନବ ସମାଜର ଉତ୍ତରଣରେ ବିଶ୍ୱାସୀ। ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦର୍ଶନ, ଧର୍ମ, ସାହିତ୍ୟ ଓ ମନୋବିଜ୍ଞାନର ସମନ୍ୱୟ ଶ୍ରୀ ଅରବିନ୍ଦଙ୍କ ଲେଖାରେ ଦେଖିବାକୁ ମିଳେ। ଶ୍ରୀ ଅରବିନ୍ଦଙ୍କ କୃତି ଭିତରେ ଦର୍ଶନ, କାବ୍ୟ, ବେଦ, ଉପନିଷଦ ଏବଂ ଗୀତା ଆଦିର ଅନୁବାଦ ଓ ଟୀକା, ନାଟକ, ସାମାଜିକ, ରାଜନୈତିକ ଓ ଐତିହାସିକ ସମାଲୋଚନା, ଆଧ୍ୟାତ୍ମିକ ଲେଖା, ପତ୍ର ପତ୍ରିକା ଓ ପତ୍ରାବଳୀ ଆଦି ଅନ୍ତର୍ଭୁକ୍ତ। ତାଙ୍କର ସାହିତ୍ୟିକ ସୃଷ୍ଟି ଦର୍ଶନ, କାବ୍ୟ ଓ ନାଟକୀୟତାରେ ଏକ ମଧୁର ସମନ୍ୱୟରେ ସୁଗଠିତ ଯାହା କିଞ୍ଚିତ୍ ଜଟିଳ, ଓ ସହଜରେ ବୋଧଗମ୍ୟ ନୁହେଁ। ତାଙ୍କର କତିପୟ ରଚନା ବଳି ନିମ୍ନରେ ପ୍ରଦତ୍ତ ହେଲା। ଦ ଲାଇଫ ଡିଭାଇନ The Life Divine (1940), ଦ ହ୍ୟୁମାନ ସାଇକଲ The Human Cycle (1949), ଦ ଆଇଡିଆଲ ଅଫ ହ୍ୟୁମାନ ୟୁନିଟି The Ideal of Human Unity (1949), ଅନ ଦି ବେଦ On the Veda (1956), କଲେକ୍ଟେଡ ପଏମସ ଏଣ୍ଡ ପ୍ଲେଜCollected Poems and Plays (1942), ଏସେଜ ଅନ ଦି ଗୀତାEssays on the Gita (1928), ଦ ସିନ୍ଥେସିସ ଅନ ଯୋଗ The Synthesis of Yoga (1948), and ସାବିତ୍ରୀ : ଏ ଲିଜେଣ୍ଡ ଏଣ୍ଡ ଏ ସିମ୍ବଲ Savitri: A Legend and a Symbol (1950).
ହିପୋକ୍ରେଟସ (ଇଂରାଜୀ ଭାଷାରେ Hippocrates of Kos ବା Hippokrátēs ho Kṓos; ଖ୍ରୀ:ପୂ: ୪୬୦-୩୭୦, ବା ହିପୋକ୍ରେଟସ ଅଫ କୋସ ବା ହିପୋକ୍ରେଟସ ୨ (Hippocrates II) ଜଣେ ଗ୍ରୀକ ଦେଶର (Greek) ଚିକିତ୍ସକ (physician) ଥିଲେ ଯାହାକୁ କ୍ଲାସିକାଲ ଗ୍ରୀସର (Classical Greece) ଏଜ ଅଫ ପେରିକ୍ଲ (Age of Pericles) କୁହାଯାଏ ଓ ଭେଷଜ ବିଜ୍ଞାନ ଇତିହାସରେ ସେ ସର୍ବ ସମ୍ମତ ସର୍ବାଧିକ ବ୍ୟକ୍ତିତ୍ୱର ଅଧିକାରୀ ଥିଲେ । ତାଙ୍କୁ ଫାଦର ଅଫ ମେଡିସିନ "Father of Medicine" କୁହାଯାଏ ଓ ହିପୋକ୍ରାଟିକ ସ୍କୁଲ ଅଫ ମେଡିସିନର ସଂସ୍ଥାପକର ମାନ୍ୟତା ଦିଆଯାଏ । ସେ ପୁରାତନ ଗ୍ରୀସର ମେଡିସିନ (medicine in ancient Greece) ଭାବରେ ଏହାକୁ ଅନ୍ୟ ଥିଉର୍ଜି ଓ ଫିଲୋସୋଫିଟାରୁ (theurgy and philosophy) ପୃଥକ କରି ସ୍ଥାପନ କରିଥିଲେ ଓ ମେଡିସିନକୁ ଏକ ପେଶା ଭାବରେ ସ୍ଥାପନ କରାଇଥିଲେ । ହିପୋକ୍ରେଟସ ଓ ତାଙ୍କର ଚିକିତ୍ସା ପ୍ରଣାଳୀ ଲେଖିଥିବା ଲୋକଙ୍କର (Corpus) ଓ ତାହା ବ୍ୟବହାର କରୁଥିବା ଚିକିତ୍ସକମାନଙ୍କ ବିଷୟରେ ମିଶ୍ରିତ ଧାରଣା ଦିଆଯାଇଛି କିନ୍ତୁ ଓ ସେ କଅଣ ଚିନ୍ତା କରୁଥିଲେ ଓ କଅଣ କରୁଥିଲେ ସେ କଥା ବିଷୟରେ ବିଶେଷ କିଛି ତଥ୍ୟ ମିଳୁନାହିଁ । ହିପୋକ୍ରେଟଙ୍କୁ ପୂରାତନ ଚିକିତ୍ସାର ଏକ ପାରାଗନ (paragon) ବା ଆଦର୍ଶ ଭାବରେ ଚିତ୍ରଣ କରାଯାଇଛି । ହିପୋକ୍ରାଟିକ ଓଥ ସେ ପ୍ରଚଳନ କରିଥିଲେ ଯାହା ଆଜି ପର୍ଯ୍ୟନ୍ତ ପ୍ରଚଳିତ ରହିଛି । ନିୟମିତ କ୍ଲିନିକାଲ ମେଡିସିନର (clinical medicine) ଅନୁଶୀଳନ, ଚିକିତ୍ସା ଶାସ୍ତ୍ର ଜ୍ଞାନର ଏକତ୍ରୀକରଣ ଓ ପ୍ରେସକ୍ରିପସନ ଦେବା ପଦ୍ଧତିମାନଙ୍କର ସେ ଜନକ ଥିଲେ ।