ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଅଂକୋର୍ ୱାଟ୍ ବା ଅଂଗକୋର୍ ୱତ୍ ମନ୍ଦିର କାମ୍ବୋଡିଆ ବା କାମ୍ପୁଚିଆରେସ୍ଥିତ ୧୬୨.୬ ହେକ୍ଟର୍ (୧୬୨୬୦୦୦ ବର୍ଗ ମିଟର୍ ବା ୪୦୨ ଏକର୍) କ୍ଷେତ୍ରଫଳ ବିଶିଷ୍ଟ ବିଶ୍ୱର ସର୍ବବୃହତ ଧାର୍ମିକ ଐତିହ୍ୟ ସ୍ଥଳୀ । କ୍ଷ୍ମେର୍ ବା ଖମେର୍ ଭାଷାରେ ଏହାକୁ អង្គរវត្ត ଭାବେ ଲେଖାଯାଏ ଓ ଏହାର ଅର୍ଥ ହେଲା "ମନ୍ଦିର ରାଜଧାନୀ" । ହିନ୍ଦୁ ଭଗବାନ ବିଷ୍ଣୁଙ୍କ ନିମନ୍ତେ କ୍ଷ୍ମେର୍ ରାଜବଂଶୀୟ ରାଜା ଦ୍ୱିତୀୟ ସୂର୍ଯ୍ୟବର୍ମନଙ୍କ ଦ୍ୱାରା ଏହି ମନ୍ଦିର ନିର୍ମିତ ହୋଇଥିଲା କିନ୍ତୁ କାଳକ୍ରମେ ଦ୍ୱାଦଶ ଶତାବ୍ଦୀର ଶେଷ ଆଡକୁ ଏହା ଏକ ବୌଦ୍ଧ ମନ୍ଦିରରେ ପରିଣତ ହୋଇଥିଲା । ଦ୍ୱାଦଶ ଶତାବ୍ଦୀର ଆରମ୍ଭ ବେଳକୁ ରାଜା ଦ୍ୱିତୀୟ ସୂର୍ଯ୍ୟବର୍ମନ କ୍ଷ୍ମେର ସାମ୍ରାଜ୍ୟର ରାଜଧାନୀ ଯଶୋଧାରାପୁର (କ୍ଷ୍ମେର ଭାଷାରେ យសោធរបុរៈ, ବର୍ତ୍ତମାନ ସମୟରେ ଅଂକୋର୍ ନାମରେ ପରିଚିତ)ଠାରେ ଏହି ମନ୍ଦିରର ନିର୍ମାଣ କରିଥିଲେ । ଏହା ତାଙ୍କର ରାଜକୀୟ ମନ୍ଦିର ବା ଇଷ୍ଟଦେବଙ୍କ ମନ୍ଦିର ଓ ପୂଜାସ୍ଥଳୀ ଥିଲା । ପୂର୍ବ ରାଜାମାନଙ୍କଦ୍ୱାରା ଅନୁସୃତ ଶୈବ ପରମ୍ପରାର ପରିବର୍ତ୍ତେ ଏହି ମନ୍ଦିରଟିକୁ ଭଗବାନ ବିଷ୍ଣୁଙ୍କ ନିମନ୍ତେ ଉତ୍ସର୍ଗୀକୃତ କରାଯାଇଥିଲା । ଏହି ଅଞ୍ଚଳର ପ୍ରଚୀନ ମନ୍ଦିରମାନଙ୍କ ମଧ୍ୟରେ ଏହା ଉତ୍ତମ ରୂପେ ସଂରକ୍ଷିତ ଏବଂ ଏହାର ପ୍ରତିଷ୍ଠା ସମୟରୁ ଆରମ୍ଭ କରି ଏକ ଦୀର୍ଘକାଳ ପର୍ଯ୍ୟନ୍ତ ଏହା ଧାର୍ମିକ କାର୍ଯ୍ୟକଳାପର କେନ୍ଦ୍ରବିନ୍ଦୁ ପାଲଟିଥିଲା । ଏହି ମନ୍ଦିର କ୍ଷ୍ମେର ପାରମ୍ପରିକ ସ୍ଥାପତ୍ୟ କଳାର ସର୍ବଶ୍ରେଷ୍ଠ ନିଦର୍ଶନ । ବର୍ତ୍ତମାନ ସମୟରେ ଏହି ମନ୍ଦିର କାମ୍ପୁଚିଆର ଜାତୀୟ ପ୍ରତୀକଭାବେ ପରିଗଣିତ ହେଉଛି । ଏହି ମନ୍ଦିର କାମ୍ପୁଚିଆର ଜାତୀୟ ପତାକାରେ ମଧ୍ୟ ଦୃଶ୍ୟମାନ ଏବଂ କାମ୍ପୁଚିଆକୁ ଆସୁଥିବା ପର୍ଯ୍ୟଟକଙ୍କ ପାଇଁ ପ୍ରମୁଖ ଆକର୍ଷଣ ସ୍ଥଳୀ । ଅଂକୋର୍ ୱାଟ୍ କ୍ଷ୍ମେର୍ ମନ୍ଦିର ସ୍ଥାପତ୍ୟ କଳାର ଦୁଇଟି ମୁଖ୍ୟ ଅଂଗ ହେଲା ମେରୁ ପର୍ବତ ଢାଞ୍ଚାରେ ନିର୍ମିତ ମୁଖ୍ୟ ମନ୍ଦିର ଓ ତାହାର ଚତୁର୍ପାର୍ଶ୍ୱରେ ଅନେକ ଗ୍ୟାଲେରି ପରି ମନ୍ଦିର ପ୍ରାଙ୍ଗଣ/ଚିତ୍ରଶାଳାର ନିର୍ମାଣ । ହିନ୍ଦୁ ପୌରାଣିକ ମତାନୁସାରେ ମେରୁ ପର୍ବତରେ ଦେବଗଣ ବାସ କରନ୍ତି । ୩.୬ କିଲୋମିଟର୍ ଦୀର୍ଘ ଜଳପୂର୍ଣ୍ଣ ଖାଇ ଖୋଳାଯାଇ ତାହା ମଧ୍ୟରେ ଚିତ୍ରଶାଳା ସଜ୍ଜିତ ଆୟତାକାର ମନ୍ଦିର କାନ୍ଥ ଓ ପ୍ରାଙ୍ଗଣ ନିର୍ମାଣ କରାଯାଇଥିଲା । ପ୍ରାଙ୍ଗଣର କେନ୍ଦ୍ରରେ ମୁଖ୍ୟ ମନ୍ଦିର ଓ ପାର୍ଶ୍ୱ ମନ୍ଦିରର ଶିଖରମାନ ଅବସ୍ଥିତ ଥିଲା । ଅଂକୋର୍ ୱାଟ୍ ମନ୍ଦିରର ମୁଖ୍ୟଦ୍ୱାର ପଶ୍ଚିମ ଦିଗକୁ ମୁହାଁଇଛି ଯାହାକି ଅନ୍ୟ ଅଂକୋରୀୟ ମନ୍ଦିରଠାରୁ ଭିନ୍ନ । ଏହି ବିଶେଷତା ସମ୍ପର୍କରେ ବିଶେଷଜ୍ଞମାନଙ୍କ ମଧ୍ୟରେ ମତ ପାର୍ଥକ୍ୟ ଦେଖାଦିଏ । ମନ୍ଦିର କାନ୍ଥରେ ଖୋଦିତ ରାମାୟଣ ଯୁଦ୍ଧ, ମହାଭାରତ ଯୁଦ୍ଧ, ରାବଣ କୈଳାସ ପର୍ବତ ଉଠାଇବାକୁ ଚେଷ୍ଟା କରିବା, ସମୁଦ୍ର ମନ୍ଥନ, କୃଷ୍ଣ ଓ ବାଣାସୁର ଯୁଦ୍ଧ ଇତ୍ୟାଦି ପୌରାଣିକ କାହାଣୀର ନିଖୁଣ ଚିତ୍ର, ସ୍ଥାପତ୍ୟର ସୌନ୍ଦର୍ଯ୍ୟ ନିମନ୍ତେ ଏହି ମନ୍ଦିର ବିଶ୍ୱ ପ୍ରସିଦ୍ଧ ।
ମାସ ଶବ୍ଦ ସଂସ୍କୃତ ମସ (ଚନ୍ଦ୍ର) ଶବ୍ଦରୁ ଉତ୍ପନ୍ନ । ଓଡ଼ିଆ ପଞ୍ଜିକାରେ ୧୨ ମାସ ଥାଏ। ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ଲୋକେ ସୌର ମାସକୁ ମାନନ୍ତି। ଅନ୍ୟ ଆଡ଼େ ଚାନ୍ଦ୍ରମାନ ମାସ ମନା ଯାଏ। ଚାନ୍ଦ୍ରମାନ ମାସର ଅନ୍ତ ପୂର୍ଣ୍ଣିମାରେ ହୁଏ। ସୌର ମାସର ଅନ୍ତ ସଂକ୍ରାନ୍ତି ପୂର୍ବଦିନ ହୁଏ। ସୌର ପାଞ୍ଜି ଅନୁସାରେ ପଣା (ମେଷ) ସଂକ୍ରାନ୍ତି ଓଡ଼ିଆ ନବବର୍ଷ। ଚାନ୍ଦ୍ରମାନ ପାଞ୍ଜି ଅନୁସାରେ ବୈଶାଖ କୃଷ୍ଣ ପ୍ରତିପଦ ଓଡ଼ିଆ ନବବର୍ଷ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଓଡ଼ିଶା ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ ବ୍ରିଟିଶ ଶାସନରୁ ଅଲଗା ହୋଇ ଏକ "ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ" ଗଠନ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ୱର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ଓଡ଼ିଶା ଗଠନ କରାଯାଇଥିଲା ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରାଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ମନ ମ୍ୟୁଜିଅମ୍ ୨୦୨୩ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ସଙ୍ଗୀତା ମହାନ୍ତି । ରଶ୍ମିରେଖା ପଣ୍ଡା ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲ ଏବଂ ଭରଦ୍ୱାଜ ପଣ୍ଡା ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ଓ ସଂଳାପ ରଚନା କରିଥିଲେ । ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ଧୃବାନନ୍ଦ ପଣ୍ଡା । ସଙ୍ଗୀତକାର ଶରତ ନାୟକ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଜଗନ୍ନାଥ ମନ୍ଦିର (ବଡ଼଼଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼଼଼ଦେଉଳ ଏବଂ ବଡ଼଼଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବିମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ମୀମାଂସା ୨୦୧୬ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟି ପ୍ରଦୀପ ଦାଶଙ୍କ ସମନାମବିଶିଷ୍ଟ ମୌଳିକ କାହାଣୀ ଉପରେ ପର୍ଯ୍ୟବସିତ ଥିଲା । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ସୌମ୍ୟ ରଞ୍ଜନ ପଟ୍ଟନାୟକ । ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ଚକ୍ରଧର ସାହୁ । ଏହି ଚଳଚ୍ଚିତ୍ରର ମୁଖ୍ୟ ଚରିତ୍ରରେ ଅଭିନୟ କରିଥିଲେ ଲିପି । ତାଙ୍କ ସହ ହର ରଥ, ମୀନକେତନ, ମନୋଜ ପଟ୍ଟନାୟକ, ସୁରେଶ ବଳ ପ୍ରମୁଖ ଅଭିନୟ କରିଥିଲେ । "ମଣିଷପଣିଆ, ମାନବିକ ମୂଲ୍ୟବୋଧର ଦ୍ରୁତ ଅବକ୍ଷୟ ହିଁ ଥିଲା ଏହି ଚଳଚ୍ଚିତ୍ରରେ ମୁଖ୍ୟ ଉପଜୀବ୍ୟ ।" ସାମାନ୍ୟ ଟଙ୍କା କେଇଟା ପାଇଁ ମଣିଷମାନେ କେଉଁଭଳି ଭାବରେ ହଠାତ୍ ବଦଳିଯାଆନ୍ତି ତାହା ଦୃଶ୍ୟାୟନ ହୋଇଥିଲା ଏହି ଚଳଚ୍ଚିତ୍ରରେ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ୱର ବିଶ୍ୱାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକଗୁଡ଼ିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ୱୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ୱ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଚକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ ଓ ଅନ୍ତର୍ଲକ୍ଷ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ୱସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ,ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ୱାନ ଦେଇଥାନ୍ତି ।
କବିସୂର୍ଯ୍ୟ ବଳଦେବ ରଥ (୧୭୮୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୮୯ ମସିହାରେ ଗଞ୍ଜାମ ଜିଲ୍ଲା ବଡ଼ଖେମୁଣ୍ଡି ଗଡ଼ରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ପ୍ରାଣତ୍ୟାଗ କରିଥିଲେ ।
ଦୁର୍ଗା ପୂଜା ଆଶ୍ୱିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ୱାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ୱାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ୱାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ ।
କଳାପାହାଡ଼ ନାମରେ ବଙ୍ଗଳାର ମୋଗଲ ଶାସକ ସୁଲତାନ ସୁଲେମାନ କିର୍ରାନିଙ୍କର (Sulaiman Karrani) ଜଣେ ସେନାପତିଙ୍କୁ ଡକାଯାଉଥିଲା । କେତେକ ଐତିହାସିକ ତଥ୍ୟରୁ ଜଣାଯାଏ, ସେ କଳିଙ୍ଗ-ଉତ୍କଳର ଶେଷ ସମ୍ରାଟ ମୁକୁନ୍ଦଦେବଙ୍କର ହିନ୍ଦୁ (ଓଡ଼ିଆ)ସେନାପତି ଥିଲେ, ଜାତିରେ କାୟସ୍ଥ ଥିଲେ ଓ ତାଙ୍କର ନାମ ରାଜିବ ଲୋଚନ ରାୟ ଥିଲା । ଧର୍ମ ପରିବର୍ତ୍ତନ କରି ସେ ମୁସଲମାନ ହେଲେ। ସେଖ୍ କବିର ବାତିନିଙ୍କର ମତରେ କଳାପାହାଡ଼ ଆଫଗାନ ଲୋକ ଥିଲେ । ଲୋକମୁଖରେ ସେ କଳାପାହାଡ଼ ନାମରେ ପରିଚିତ ଥିଲେ । ଓଡ଼ିଶାର କେତେକ ସ୍ଥାନ ସେ ବଙ୍ଗଳାର ଆଫଗାନ ଶାସକଙ୍କ ନିମନ୍ତେ ଦଖଲ କରିଥିଲେ ।କଳା ପାହାଡ ବହୁତ ନିଷ୍ଠୁର ଥିଲେ ସେ ଆକବରଙ୍କ ବାପାଙ୍କ ମାଉସୀ ପୁଅର ପୁଅ ଥିଲେ
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ସୂର୍ଯ୍ୟ କିମ୍ବା କୌଣସି ଅନ୍ୟ ତାରାମାନଙ୍କ ଚାରିପଟେ ପରିକ୍ରମା କରୁଥିବା ଖଗୋଳ ପିଣ୍ଡକୁ ଗ୍ରହ କୁହାଯାଏ । ଅନ୍ତରାଷ୍ଟ୍ରୀୟ ଖଗୋଲୀୟ ସଂଘ ଅନୁସାରେ ଆମ ସୌର ମଣ୍ଡଳରେ ଆଠୋଟି ଗ୍ରହ ରହିଛି : ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହସ୍ପତି, ଶନି, ୟୁରାନସ, ନେପଚୁନ । ଏହାର ଅତିରିକ୍ତ ତିନୋଟି ବାମନ ଗ୍ରହ ରହିଛି : ସୀରୀସ, ପ୍ଲୁଟୋ, ଏରୀସ । ପ୍ରାଚୀନ ଖଗୋଲୀୟ ଶାସ୍ତ୍ରୀମାନେ ତାରା ଏବଂ ଗ୍ରହ ମାନଙ୍କ ମଧ୍ୟରେ ଅନ୍ତର ଏହି ପ୍ରକାର କରିଥିଲେ : ରାତିରେ ଆକାଶରେ ଚମକୁଥିବା ଅଧିକତର ପିଣ୍ଡ ସର୍ବଦା ପୂର୍ବ ପାର୍ଶ୍ୱରୁ ଉଦୟ ହୋଇ ପଶ୍ଚିମ ପଟେ ଅସ୍ତ ହୋଇଥାନ୍ତି । ଏହି ପିଣ୍ଡମାନଙ୍କ ନିଜ ନିଜ ମଧ୍ୟରେ କୌଣସି ପରିବର୍ତ୍ତନ ହୁଏନାହିଁ । ଏହି ପିଣ୍ଡମାନଙ୍କୁ ତାରା କୁହାଯାଏ । କିନ୍ତୁ ଏପରି କିଛି ପିଣ୍ଡ ଅଛନ୍ତି ଯାହା ଅନ୍ୟ ପିଣ୍ଡ ମାନଙ୍କ ସାପେକ୍ଷରେ କେବେକେବେ ଆଗକୁ ଯାଆନ୍ତି ଏବଂ କେବେ କେବେ ପଛକୁ ଯାଆନ୍ତି - ଏହାର ଅର୍ଥ ଏମାନେ କେବଳ ଘୁରିଥାନ୍ତି । Planet ଏକ ଲାଟିନ୍ ଶଦ୍ଦ ଅଟେ, ଯାହାର ଅର୍ଥ ଏପଟ ସେପଟ ହୋଇ ବୁଲିବା । ଏଥିପାଇଁ ଏହି ପିଣ୍ଡର ନାମ Planet (ଗ୍ରହ) ଅଟେ । ଶନି ଗ୍ରହର ପରବର୍ତ୍ତୀ ଗ୍ରହକୁ ବିନା ଦୂରବିକ୍ଷଣ ଯନ୍ତ୍ର ସାହାଯ୍ୟରେ ଦେଖାଯାଇ ପାରିବ ନାହିଁ । ଏଥିପାଇଁ ପ୍ରାଚୀନ ବୈଜ୍ଞାନିକ ମାନଙ୍କୁ କେବଳ ୫ଟି ଗ୍ରହ ବାବଦରେ ଜ୍ଞାତ ଥିଲା ଏବଂ ପୃଥିବୀକୁ ସେ ସମୟରେ ଗ୍ରହ ବୋଲି ମାନି ନ'ଥାନ୍ତି ।"ଜ୍ୟୋତିଷ" ଶାସ୍ତ୍ର ଅନୁସାରେ ଗ୍ରହର ପରିଭାଷା ଅଲଗା ଅଟେ । ଭାରତୀୟ ଜ୍ୟୋତିଷ ଏବଂ ପୌରାଣିକ କଥାରେ ୯ଟି ଗ୍ରହକୁ ଗଣାଯାଏ : ସୂର୍ଯ୍ୟ, ଚନ୍ଦ୍ର, ବୁଧ, ଶୁକ୍ର, ମଙ୍ଗଳ, ଗୁରୁ, ଶନି, ରାହୁ ଏବଂ କେତୁ । ଗ୍ରହ ଦୁଇ ପ୍ରକାରର ହୋଇଥାଏ ଯଥା: ଆନ୍ତରିକ ଗ୍ରହ ଓ ବାହ୍ୟ ଗ୍ରହ । ଆନ୍ତରିକ ଗ୍ରହରେ - ବୁଧ,ଶୁକ୍ର, ପୃଥିବୀ, ମଙ୍ଗଳ ଏବଂ ବାହ୍ୟ ଗ୍ରହରେ - ବୃହଷ୍ପତି, ଶନି, ଅରୂଣ, ବରୂଣ ଅଟେ । ୮ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହସ୍ପତି, ଶନି, ୟୁରେନସ୍ ଓ ନେପଚୁନ୍ ସୂର୍ଯ୍ୟକୁ ଅଣ୍ଡାକାର ପଥରେ ପରିକ୍ରମା କରନ୍ତି। ସୂର୍ଯ୍ୟଙ୍କ ନିକଟତମ ୪ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ ଓ ମଙ୍ଗଳ ମୁଖ୍ୟତଃ କଠିନ ହୋଇଥିବା ସ୍ଥଳେ ଦୂରବର୍ତ୍ତୀ ୪ଟି ଗ୍ରହ ଯଥା ବୃହସ୍ପତି, ଶନି, ଦାନବ ଗାସୀୟ ପିଣ୍ଡ ଏବଂ ୟୁରେନସ୍ ଓ ନେପଚୁନ୍ ବରଫ ଗ୍ରହ ଭାବରେ ପରିଚିତ।
ମାଳତୀ ଚୌଧୁରୀ (୨୬ ଜୁଲାଇ ୧୯୦୪ - ୧୫ ମାର୍ଚ୍ଚ ୧୯୯୮) ଜଣେ ସ୍ୱାଧୀନତା ସଂଗ୍ରାମୀ ଥିଲେ । ମାଳତୀ ୨୬ ଜୁଲାଇ ୧୯୦୪ରେ ଏକ ବ୍ରାହ୍ମ ପରିବାରରେ ବାପା ବାରିଷ୍ଟର କୁମୁଦ ନାଥ ସେନ ଓ ମାଆ ସ୍ନେହଲତା ସେନଙ୍କଠାରୁ ଜନ୍ମ ନେଇଥିଲେ । ୨.୫ ବର୍ଷ ବୟସରେ ବାପାଙ୍କୁ ହରାଇ ସେ ମାଆଙ୍କ ଦେଇ ପରିପାଳିତ ହୋଇଥିଲେ । ବିଶ୍ୱକବି ରବିନ୍ଦ୍ରନାଥ ତାଙ୍କୁ ସ୍ନେହରେ ମିନୁ ଓ ଗାନ୍ଧୀଜୀ ତାଙ୍କୁ ତୁଫାନୀ ନାମରେ ଡାକୁଥିଲା ବେଳେ ସେ ଓଡ଼ିଶାବାସୀଙ୍କ ଆଦରଣୀୟ ନୂମା (ନୂଆ ମା) ଭାବେ ପରିଚିତ ଥିଲେ । ସ୍ୱାଧୀନତା ସଂଗ୍ରାମର ପ୍ରଜାମଣ୍ଡଳ ଆନ୍ଦୋଳନରେ ସେ ଏତେ ମାତ୍ରାରେ ଜଡ଼ିତ ଥିଲେ ଇଂରେଜ ସରକାର ତାଙ୍କୁ "ଜୋଆନ୍ ଅଫ୍ ଆର୍କ" ନାମେର ସମ୍ବୋଧନ କରୁଥିଲେ।
ଓଡ଼ିଶାରେ ବିଭିନ୍ନ ସମୟରେ ଓଡ଼ିଆ ଭାଷା ପାଇଁ ହୋଇଥିବା ଆନ୍ଦୋଳନଗୁଡ଼ିକ ସାମୁହିକ ଭାବେ ଓଡ଼ିଆ ଭାଷା ଆନ୍ଦୋଳନ ଭାବେ ଜଣା । ଆଧୁନିକ ଇତିହାସରେ ଏହା ପ୍ରଥମେ ୧୮୬୬ ବ୍ରିଟିଶ ଶାସନ କାଳରେ ଆରମ୍ଭ ହୋଇ ୧୯୦୩ ମସିହାରେ ଏକ ବିଶାଳ ଆନ୍ଦୋଳନର ରୂପ ନେଇଥିଲା । ଏହାର ପରିଣତି ସ୍ୱରୂପ ୧୯୩୬ ମସିହାରେ ଭାଷା ଭିତ୍ତିରେ ଭାରତର ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ଗଠିତ ହୋଇଥିଲା ।୧୯୫୪ ଓଡ଼ିଶା ରାଜଭାଷା ଆଇନ ଅନୁସାରେ ଓଡ଼ିଶାରେ ଓଡ଼ିଆ ରାଜଭାଷା ଭାବେ ବ୍ୟବହାର ହେବାର ନିୟମ ଗୃହୀତ ହୋଇଥିଲା। ୧୯୫୪ ମସିହାରେ ଓଡ଼ିଶା ବିଧାନ ସଭାରେ ପ୍ରଣୀତ ହେବା ପରେ ୧୯୬୬, ୧୯୬୮, ୧୯୮୫, ୧୯୯୫ ଓ ୨୦୧୨ ମସିହାର ଏହି ଆଇନକୁ କାର୍ଯ୍ୟକାରୀ କରିବା ନିମନ୍ତେ କିଛି ଆଦେଶନାମା ଜାରି ହୋଇଥିଲା। ୧୯୮୫ ଓ ୧୯୯୫ ମସିହାର ତତ୍କାଳୀନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକ ଏହା କାର୍ଯ୍ୟକାରୀ କରିବାକୁ ଉଦ୍ୟମ କରିଥିଲେ। । ପରେ ଓଡ଼ିଆ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ଛତିଶଗଡ଼ରେ ଦ୍ୱିତୀୟ ରାଜଭାଷାର ସ୍ୱୀକୃତି ପାଇବା ପରେ ଓଡ଼ିଆ ଭାଷା ଓଡ଼ିଶାର ବିଚ୍ଛିନ୍ନାଞ୍ଚଳରେ ଶିକ୍ଷା, ଆଇନ ଓ ଶାସନର ଭାଷା ହେବାର ସୁଯୋଗ ମିଳିଲା ।
ନବରାତ୍ରୀ ଏକ ହିନ୍ଦୁ ପର୍ବ ଓ ଏହା ନଅ ରାତି (ଏବଂ ଦଶ ଦିନ) ଧରି ପ୍ରତିବର୍ଷ ଶରତ ଋତୁରେ ପାଳନ କରାଯାଇଥାଏ । ଏହା ବିଭିନ୍ନ କାରଣରୁ ଏବଂ ଭାରତୀୟ ସାଂସ୍କୃତିକ କ୍ଷେତ୍ରର ବିଭିନ୍ନ ଭାଗରେ ଭିନ୍ନ ଭିନ୍ନ ଭାବଏ ପାଳନ କରାଯାଇଥାଏ । ତାତ୍ତ୍ୱିକ ଭାବେ ଚାରୋଟି ଋତୁକାଳୀନ ନବରାତ୍ରୀ ରହିଛି । ତେବେ ସାଧାରଣତଃ ମୌସୁମୀ ପରବର୍ତ୍ତୀ ଶାରଦୀୟ ନବରାତ୍ରୀ ପ୍ରଧାନ । ଏଥିରେ ହିନ୍ଦୁ ଦେବୀଙ୍କୁ (ଦୁର୍ଗା) ସମ୍ମାନ ଜଣାଇ ପାଳନ କରାଯାଏ । ଏହି ପର୍ବ ହିନ୍ଦୁ ପାଞ୍ଜିର ଆଶ୍ୱିନ ମାସର ଶୁକ୍ଳପକ୍ଷରେ ପାଳନ କରାଯାଏ ଓ ଏହା ସାଧାରଣତଃ ଗ୍ରେଗୋରିଆନ ମାସ ସେପ୍ଟେମ୍ବର ଏବଂ ଅକ୍ଟୋବରରେ ପଡ଼ିଥାଏ ।
କରମା ନାଚ ଏକ ଆଦିବାସୀ ସଂପ୍ରଦାୟର ଲୋକନୃତ୍ୟ । ପଶ୍ଚିମ ଓଡ଼ିଶା, ଛତିଶଗଡ଼ ଓ ମଧ୍ୟପ୍ରଦେଶର ଗଣ୍ଡ, ଓରାମ,କିଷାନ , ଲୋଲହ ଓ ଅନନ୍ୟ ସଂପ୍ରଦାଯର ଆଦିବାସୀ ସମରଦୟାଙ୍କ ମଧ୍ୟରେ ଏହି ନୃତ୍ୟ ପାରମ୍ପରିକ ନୃତ୍ୟ ହିସାବରେ ବହୁକାଳରୁ ପ୍ରଚଳିତ । ଭାଦ୍ରବ ମାସ ଶୁକ୍ଳପକ୍ଷ ଏକାଦଶୀ ଦିନରୁ କରମା ଉତ୍ଶବ ପାଳିତ ହୁଏ ଏହି ସଂପ୍ରଦାଯ ସମୂହର ଆଦିବାସୀମାନଙ୍କ ଭିତରେ । ସେହି ସମୟରେ ସେମାନେ କରମା ଦେବତା ( GOD of FATE)ଙ୍କ ପୂଜା ଅର୍ଚନା କରନ୍ତି ଓ ଖୁସିରେ ଏହି ନୃତ୍ୟ ପ୍ରଦର୍ଶନ କରନ୍ତି । ପାରମ୍ପରିକ ଢୋଲ , ମହୁରି ବାଦ୍ୟର ତାଲ ସହିତ ରଙ୍ଗୀନ ପୋଷାକ ପରିହିତ ତରୁଣା ତରୁଣୀଙ୍କ ଏକତ୍ରିତ ନୃତ୍ୟ ଖୁବ ଆକର୍ଷଣୀୟ.
ଶାନ୍ତନୁ ଆଚାର୍ଯ୍ୟ (ଜନ୍ମ: ୧୫ ମଇ ୧୯୩୩) ଜଣେ ଓଡ଼ିଆ ଗାଳ୍ପିକ, ଔପନ୍ୟାସିକ ଓ ଶିଶୁ ସାହିତ୍ୟିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ । ଶାନ୍ତନୁ ପ୍ରଥମେ ସମ୍ବଲପୁରର ଓରିଏଣ୍ଟ କାଗଜ କଳରେ କେମିଷ୍ଟ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହେବା ପରେ ୧୯୫୮ ମସିହା ଜାନୁଆରୀ ୩ତାରିଖରେ ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ, ପାରଳାଖେମୁଣ୍ଡିର ରସାୟନ ବିଭାଗରେ ଅଧ୍ୟାପକ ଭାବେ ଯୋଗ ଦେଇଥିଲେ । ତା'ଙ୍କ ସହ ସେହି ଦିନ ମହାପାତ୍ର ନୀଳମଣି ସାହୁ ମଧ୍ୟ ଓଡ଼ିଆ ବିଭାଗର ଅଧ୍ୟାପକ ଭାବେ ସେହି ମହାବିଦ୍ୟାଳୟରେ କାର୍ଯ୍ୟାରମ୍ଭ କରିଥିଲେ ।
ତପସ୍ୱିନୀ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କଦ୍ୱାରା ରଚିତ ଏକ କାବ୍ୟ ସଙ୍କଳନ । ଏହାର ରଚନା ୧୯୧୩ ମସିହାରେ ସମାପ୍ତ ହୋଇଥିଲା ଏବଂ ୧୯୧୪ ମସିହାରେ ପ୍ରକାଶିତ ହୋଇଥିଲା । ଏଗାରଟି ସର୍ଗରେ ସମୃଦ୍ଧ ଏହି କାବ୍ୟଗ୍ରନ୍ଥଟିରେ ରାମ ଓ ସୀତାଙ୍କର ଜୀବନ ଓ ଆଦର୍ଶ ବର୍ଣ୍ଣନା କରାଯାଇଛି । 'କରୁଣ ରସ'ରେ ଏହି କାବ୍ୟଟି ରଚିତ । ପ୍ରଣବ ରଞ୍ଜନ ଭୂୟାଁ, ପୁସ୍ତକଟିକୁ ଇଂରାଜୀରେ ଅନୁବାଦ କରିଛନ୍ତି ।ପୁସ୍ତକଟି, ଶ୍ରୀମାନ ରାମନାରାୟଣ ମିଶ୍ରଙ୍କୁ ଉତ୍ସର୍ଗୀକୃତ କରିଯାଇଛି ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ଗୋପୀନାଥ ନନ୍ଦ ଶର୍ମା ( ୨୧ ଅଗଷ୍ଟ ୧୮୬୯ - ୧୨ ଜାନୁଆରୀ ୧୯୨୪) ଜଣେ ଓଡ଼ିଆ ଭାଷା-ତତ୍ତ୍ୱ ଆଲୋଚକ ଓ ପଣ୍ଡିତ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଅଭିଧାନର ସଂକଳକ । ତାଙ୍କର ଏହି ଅବଦାନ ନିମନ୍ତେ ସେ କାଇଜର-ଇ-ହିନ୍ଦ ଉପାଧି ପାଇଥିଲେ । ସେ ଅନେକ ତଥ୍ୟ ଏକାଠି କରି "ଶବ୍ଦତତ୍ତ୍ୱବୋଧ ଅଭିଧାନ" ନାମରେ ଏକ ବିଶାଳ ଅଭିଧାନ ଗ୍ରନ୍ଥ ସଂକଳନ କରିଥିଲେ । ତାଙ୍କୁ ମଧ୍ୟ "ଓଡ଼ିଶାର ପାଣିନୀ" ବୋଲି କୁହାଯାଏ ,କାରଣ ଓଡ଼ିଆ ଭାଷାରେ ପ୍ରଥମ ଭାଷାତତ୍ତ୍ୱ " ଓଡ଼ିଆ ଭାଷାତତ୍ତ୍ୱ" ପୁସ୍ତକ ରଚନା କରିଥିଲେ।
ଯୋଗ (ଇଂରାଜୀ:Yoga (; ସଂସ୍କୃତ: योग, Listen) ପ୍ରାଚୀନ ଭାରତରେ ପ୍ରାୟ ୬୦୦୦ ବର୍ଷ ପୂର୍ବେ ବିକଶିତ ହୋଇଥିବା ଶରୀର,ମନ ଓ ଆତ୍ମାକୁ ସଂଯମ କରିବାର ଏକ ଆଧ୍ୟାତ୍ମିକ ପଦ୍ଧତି । ଯୋଗର ଅନେକ ଅନେକ ଶାଖା ଓ ଅଭ୍ୟାସ ରହିଛି । ଏହାର ହିନ୍ଦୁଧର୍ମ, ବୌଦ୍ଧଧର୍ମ ଓ ଜୈନଧର୍ମରେ ବିଭିନ୍ନ ସାଧନା ମାର୍ଗ ରହିଛି । ଯୋଗର ବହୁ ଶାଖା ମଧ୍ୟରେ ରାଜଯୋଗ ଓ ହଠଯୋଗ ବିଶେଷ ପ୍ରସିଦ୍ଧ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଭାରତର ରାଷ୍ଟ୍ରପତି ମାନଙ୍କର ତାଲିକା
ଏହି ସାରଣୀରେ ପ୍ରଦତ୍ତ ପୂର୍ବତନ ରାଷ୍ଟ୍ରପତିମାନଙ୍କର ନାମ ସେହି କ୍ରମରେ ଦିଆ ଯାଇଛି ଯେଉଁ କ୍ରମରେ ସେମାନେ ରାଷ୍ଟ୍ରପତି ନିର୍ବାଚନ ଜିତିଥିଲେ। ତେଣୁ ବରାହଗିରି ଭେଙ୍କଟଗିରି, ମହମ୍ମଦ ହିଦାୟତୁଲ୍ଲା, ଏବଂ ବସପ୍ପା ଦନାପ୍ପା ଜତ୍ତୀ, କାମଚଳା ରାଷ୍ଟ୍ରପତି ଥିବାରୁ ସେମାନଙ୍କ ନାମ ଏହି ସାରଣୀରେ ଦିଆ ଯାଇ ନାହିଁ । ଭାରତର ରାଷ୍ଟ୍ରପତି କୌଣସି ରାଜନୈତିକ ଦଳର ନ ହେଲେ ବି ରାଷ୍ଟ୍ରପତି ରୂପେ ନିର୍ବାଚିତ ହେବା ଆଗରୁ ସେମାନେ ଯେଉଁ ଦଳର ନେତା ଥିଲେ, ତାଙ୍କ ନାମ ଆଗରେ ସେଇ ଦଳର ନାମ ଉଲ୍ଲେଖ କରାଯାଇଛି।
ଖୁଦୁରୁକୁଣୀ ଓଷା ଓଡ଼ିଶାର ଏକ ପାରମ୍ପାରିକ ଓଷା । ଏହା ଭାଲୁକୁଣି ଓଷା ଓ ଢିଙ୍କି ଓଷା ଭାବେ ମଧ୍ୟ ପରିଚିତ । ଏହାକୁ କୁଆଁରୀ ଓଡ଼ିଆ ଝିଅମାନେ ପାଳନ କରିଥାନ୍ତି । ଏଥିରେ ଖୁଦୁରୁକୁଣୀଙ୍କର ପୂଜାର୍ଚ୍ଚନା କରାଯାଇଥାଏ । ଓଡ଼ିଶାରେ ସାଧବ ପୁଅମାନେ ସୁଦୂର ଅତୀତରେ ଦେଶବିଦେଶକୁ ବଣିଜ କରିବା ନିମନ୍ତେ ଯାଉଥିଲେ । ସେହିପରି ଏକ ସାତ ସାଧବ ଭାଇ ଓ ସେମାନଙ୍କ ଅଲିଅଳି ଭଉଣୀ ତଅପୋଇକୁ ଭାଉଜମାନେ ଯାତନା ଦେବା ଓ ଖୁଦୁରୁକୁଣୀଙ୍କୁ ପୂଜି ସେଥିରୁ ମୁକ୍ତି ମିଳିବାକୁ ନେଇ ଏହି ଓଷାର ଆରମ୍ଭ । ଝିଅମାନେ ଦୂରରେ ଥିବା ଆତ୍ମୀୟ ଓ ମୁଖ୍ୟତଃ ଭାଇମାନଙ୍କର ମଙ୍ଗଳ ମନାସି ଏହି ଓଷା ପାଳିଥାନ୍ତି ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।
ହାଡ଼ଫୁଟି, (ଇଂରାଜୀରେ chickenpox ବା varicella), ଏକ ଅତ୍ୟଧିକ ସଂକ୍ରାମକ ରୋଗ (contagious) ବା ଛୁଆଁ ରୋଗ ଯାହା ଭାରିସେଲା ଜୋସ୍ଟର ଭୁତାଣୁଦ୍ୱାରା ହୁଏ ଓ ରୋଗୀ ସଂସ୍ପର୍ଶରେ ଆସିଲେ ହୁଏ । ଏହି ରୋଗର ବିଶେଷତା ହେଲା ଛୋଟ ଛୋଟ ଗଲୁକାରୀ ଫୋଟକା (small blisters) ହୋଇ ଅବଶେଷରେ ତା ଉପରେ ବକଳା ହୁଏ । ଏହା ମୁହଁ, ଛାତି ଓ ପିଠିରେ ଆରମ୍ଭ ହୋଇ ଦେହା ସାରା ମାଡ଼ିଯାଏ । ଅନ୍ୟାନ୍ୟ ଲକ୍ଷଣ ମଧ୍ୟରେ ଜ୍ୱର, ଥକ୍କାଣ ଓ ମୁଣ୍ଡବଥା ହୁଏ । ଏହି ଲକ୍ଷଣ ଗୁଡ଼ିକ ୫ରୁ ୧୦ ଦିନ ପର୍ଯ୍ୟନ୍ତ ରହେ । ରୋଗ ଜଟିଳ ହେଲେ ନିମୋନିଆ, ଏନ୍କେଫାଲାଇଟିସ କିମ୍ବା ଚର୍ମରେ ଜୀବାଣୁ ସଂକ୍ରମଣ ହୁଏ । ପିଲାଙ୍କ ଅପେକ୍ଷା ବଡ଼ମାନଙ୍କୁ ଏହି ରୋଗ ଅଧିକ ମାରାତ୍ମକ ହୁଏ । ଭୁତାଣୁ ସଂସ୍ପର୍ଶରେ ଆସିବାର ୧୦ରୁ ୨୦ ଦିନ ପରେ ଲକ୍ଷଣ ଆରମ୍ଭ ହୁଏ । ହାଡ଼ଫୁଟି ଏକ ବାୟୁବାହିତ ରୋଗ ଯାହା ରୋଗୀର କାଶ ଓ ଛିଙ୍କଦ୍ୱାରା ସହଜରେ ବିସ୍ତାର ଲାଭ କରେ । ଫୋଟକା ବା ରାସ ବାହାରିବାର ୨ ଦିନ ପୂର୍ବରୁ ଏହା ବ୍ୟାପିଯାଏ ଓ ସବୁ ଫୋଟକା ବକଳା ହୋଇସାରିବା ପର୍ଯ୍ୟନ୍ତ ସଂକ୍ରାମକ ହୋଇ ରହେ । ଫୋଟକାକୁ ଛୁଇଁଲେ ମଧ୍ୟ ଏହା ବ୍ୟାପିଯାଏ । ହର୍ପିସ ଜୋସ୍ଟର ରୋଗୀ ହାଡ଼ଫୁଟି ରୋଗକୁ ଫୋଟକା ଇମ୍ମୁନିଟି ନ ଥିବା ଲୋକଙ୍କୁ ବ୍ୟାପିବାରେ ସାହାଯ୍ୟ କରନ୍ତି । ରୋଗୀର ଲକ୍ଷଣ ଦେଖି ସାଧାରଣତଃ ରୋଗ ନିର୍ଣ୍ଣୟ କରାଯାଏ; ଯଦିଓ ଅସାଧାରଣ କେଶରେ ବକଳା ବା ଫୋଟକା ତରଳ ପଦାର୍ଥ ନେଇ ପଲିମରେଜ୍ ଚେନ ରିଆକ୍ସନ ପରୀକ୍ଷା କରି ରୋଗ ନିର୍ଣ୍ଣୟ କରାଯାଏ । ରୋଗୀର ଇମ୍ମ୍ୟୁନିଟି ଅବସ୍ଥ ଯାଞ୍ଚ କରିବା ନିମନ୍ତେ ଆଣ୍ଟିବଡି ପରୀକ୍ଷା କରାଯାଏ । ଏହି ରୋଗ ସାଧାରଣତଃ ଲୋକଙ୍କୁ ଥରେ ମାତ୍ର ହୁଏ ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣି ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ବିଗତ ସହସ୍ରାବ୍ଦୀ ଧରି ଭାରତୀୟ ମହିଳାମାନଙ୍କ ପରିସ୍ଥିତିରେ ଅନେକ ଉଲ୍ଲେଖନୀୟ ପରିବର୍ତ୍ତନ ହୋଇଛି । ସେମାନଙ୍କ ଜୀବନଶୈଳୀ, ସ୍ୱାଧୀନତା, ସାମାଜିକ ସ୍ଥିତିରେ ବହୁ ଉତ୍ଥାନ ପତନ ଘଟିଛି । ଅତି ପ୍ରାଚୀନ କାଳରୁ ମଧ୍ୟ ଯୁଗ ମଧ୍ୟରେ ତାଙ୍କର ସ୍ଥିତିରେ କ୍ରମାଗତ ଅବନତି ଘଟିଥିଲା । ସେମାନଙ୍କୁ ଅନେକ ଅଧିକାରରୁ ବଞ୍ଚିତ କରାଯାଉଥିଲା । ଏପରିକି କୁସଂସ୍କାର ବଶତଃ ସେମାନଙ୍କୁ ବିଦ୍ୟାଳୟରେ ପାଠ ପାଇଁ ବାରଣ କରାଯାଉଥିଲା । ତେବେ ଅଷ୍ଟାଦଶ ଶତାବ୍ଦୀର ପରବର୍ତ୍ତୀ କାଳରେ (ବ୍ରିଟିଶ ଶାସନ ସମୟରୁ) ଅନେକ ଉଦାରବାଦୀ ସମାଜ ସଂସ୍କାରକଙ୍କ ପ୍ରଚେଷ୍ଟା ଫଳରେ ସେମାନେ ଅନେକ ଅଧିକାର ପାଇଲେ ଓ ଅନେକ କୁସଂସ୍କାରକୁ କାଳ କ୍ରମେ ଦୂରେଇ ଦିଆଯାଇଥିଲା । ଫଳରେ ଆଧୁନିକ ଭାରତରେ ମହିଳାମାନେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ଲୋକ ସଭାର ବାଚସ୍ପତି, କେନ୍ଦ୍ରମନ୍ତ୍ରୀ, ବିଭିନ୍ନ ରାଜ୍ୟର ମୁଖ୍ୟ ମନ୍ତ୍ରୀ, ରାଜ୍ୟପାଳ, ବିଭିନ୍ନ କମ୍ପାନୀର ପରିଚାଳନା ମୁଖ୍ୟ ତଥା ଅନ୍ୟ ସମସ୍ତ କ୍ଷେତ୍ର, ଯଥା କ୍ରୀଡ଼ା, ଆନ୍ତର୍ଜାତୀୟ କୂଟନୀତି ରେ ଅବସ୍ଥାପିତ ହେଇପାରିଛନ୍ତି । ସ୍ୱାଧୀନ ଭାରତର ସମ୍ବିଧାନରେ ମହିଳାମାନଙ୍କ ଅଧିକାରକୁ ପୁରୁଷମାନଙ୍କ ସହ ସର୍ବବିଧ ଭାବରେ ସମାନ ଭାବରେ ସହ ପ୍ରଦାନ କରାଯାଇଛି । ମହିଳାମାନଙ୍କ ପୂର୍ଣ୍ଣ ସ୍ୱାଧୀନତା ଓ ଅଧିକାରକୁ ସଂରକ୍ଷିତ କରିବା ପାଇଁ ସ୍ୱାଧୀନତା ପରେ ମଧ୍ୟ ଅନେକ ବିଧେୟକ ଭାରତର ପାର୍ଲିଆମେଣ୍ଟରେ ପ୍ରଣିତ ହେଇ ତାହାକୁ ବିଧିବଦ୍ଧ ଭାବରେ ପାଳନ ପ୍ରତି ଦୃଷ୍ଟି ଦିଆ ଯାଇଛି । ଏପରି ଏକ ସମୟ ଥିଲା ଯେ ୨୦୧୧ ମସିହାରେ ଏକା ସମୟରେ ଭାରତର ରାଷ୍ଟ୍ରପତି (ଶ୍ରୀମତୀ ପ୍ରତିଭା ପାଟିଲ), ଲୋକ ସଭାର ବାଚସ୍ପତି (ମୀରା କୁମାର) ଓ ଲୋକ ସଭାର ବିରୋଧୀ ଦଳର ନେତା ପଦବୀରେ ମହିଳାମାନେ ରହିଥିଲେ । ଏହା ସତ୍ତ୍ୱେ ଭାରତରେ ମହିଳାମାନେ ଅନେକ ସମସ୍ଯାରେ ସମ୍ମୁଖୀନ ହେଇଚାଲିଛନ୍ତି । ସେମାନେ କେତେକ ସ୍ଥାନରେ ବଳାତ୍କାର, ଏସିଡ ଫିଙ୍ଗା, ଯୌତୁକ ଜନିତ ହତ୍ୟା, ଜୋର ଜବରଦସ୍ତି କରି ଦେହ ବ୍ୟାପାରରେ ଜଡ଼ିତ କରିବା ପରି ଅତ୍ୟାଚାରର ଶିକାର ହଉଛନ୍ତି । ୨୦୧୨ ମସିହାରେ ଥୋମସନ୍ ରଏଟର ଫାଉଣ୍ଡେସନ ତରଫରୁ କରାଯାଇଥିବା ସର୍ଭେରେ ଜି୨୦ ଅନ୍ତର୍ଗତ ସମସ୍ତ ଦେଶଠାରୁ ଭାରତରେ ମହିଳାଙ୍କ ଉପରେ ଅତ୍ୟାଚାର ସର୍ବାଧିକ ଥିବା ଦର୍ଶାଯାଇଥିଲା । .
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ଦୁର୍ଗା (ସଂସ୍କୃତ: दुर्गा, ଅସଂଲିବ: Durgā) ହିନ୍ଦୁ ଧର୍ମର ଏକ ପ୍ରମୁଖ ଦେବୀ । ସେ ଦେବୀଙ୍କ ଏକ ମୁଖ୍ୟ ଦିଗ ଭାବରେ ପୂଜା ପାଆନ୍ତି ଏବଂ ଲୋକପ୍ରିୟ ହିନ୍ଦୁ ଦେବଦେବୀଙ୍କ ମଧ୍ୟରେ ଅନ୍ୟତମ ଭାବେ ସମ୍ମାନୀତ । ସେ ସୁରକ୍ଷା, ଶକ୍ତି, ମାତୃତ୍ୱ, ବିନାଶ ଏବଂ ଯୁଦ୍ଧ ସହ ଜଡ଼ିତ । ତାଙ୍କର କିମ୍ବଦନ୍ତୀ ଶାନ୍ତି, ସମୃଦ୍ଧି ଏବଂ ଧର୍ମପ୍ରତି ବିପଦ ସୃଷ୍ଟି କରୁଥିବା ମନ୍ଦ ଏବଂ ଭୂତ ଶକ୍ତିର ମୁକାବିଲା ସମ୍ବନ୍ଧିତ । ଦୁର୍ଗା ନିର୍ଯାତିତଙ୍କ ମୁକ୍ତି ପାଇଁ ଦୁଷ୍ଟମାନଙ୍କ ବିରୁଦ୍ଧରେ ନିଜର ଦିବ୍ୟ କ୍ରୋଧ ପ୍ରକାଶ କରୁଥିବା ଏବଂ ସୃଷ୍ଟିକୁ ସଶକ୍ତ କରିବା ପାଇଁ ବିନାଶ କରୁଥିବା ବିଶ୍ୱାସ କରାଯାଏ ।
ଇଷ୍ଟଇଣ୍ଡିଆ କମ୍ପାନି ଅଧିନରେ କାମ କରୁଥିବା ଭାରତୀୟ ସିପାହୀମାନଙ୍କଦ୍ୱାରା ୧୮୫୭ ମସିହାରେ ହୋଇଥିବା ଏହି ବିଦ୍ରୋହକୁ ଭାରତର ସ୍ୱାଧୀନତା ସଂଗ୍ରାମର ପ୍ରଥମ ଆନ୍ଦୋଳନ ବୋଲି କୁହାଯାଇଥାଏ । ବନ୍ଧୁକରେ ବ୍ୟବହୃତ ଗୁଳି ଉପରେ ଗାଇ ଓ ଘୁଷୁରୀ ଚର୍ବିର ବ୍ୟବହାରକୁ ନେଇ କ୍ଷୁବ୍ଧ ହୋଇଥିବା ଭାରତୀୟ ସିପାହୀମାନେ ଏହି ବିଦ୍ରୋହ କରିଥିଲେ । ବନ୍ଧୁକରେ ଗୁଳି ପୁରାଇବା ପୂର୍ବରୁ ସିପାହୀମାନଙ୍କୁ ଉପର ଆବରଣକୁ ଦାନ୍ତରେ ଛିଣ୍ଡାଇବାକୁ ପଡୁଥିଲା, ଏହା ଉଭୟ ହିନ୍ଦୁ ଓ ମୁସଲମାନ ସିପାହୀଙ୍କ ଧାର୍ମିକ ଭାବନାକୁ ପରିପନ୍ଥି ଥିବାରୁ ସେମାନେ ଏହାର ଦୃଢ଼ବିରୋଧ କରୁଥିବାରୁ ପ୍ରଭାବି
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱରଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧୀନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
କୋଣାର୍କ ଓଡ଼ିଶାର ପୁରୀ ଜିଲ୍ଲାରେ ଅବସ୍ଥିତ ଏକ ଛୋଟ ସହର । ଏଠାରେ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ସ୍ଥାପିତ ସୂର୍ଯ୍ୟ ମନ୍ଦିର ଅବସ୍ଥିତ । ପୁରୀ ସହରଠାରୁ ୩୨ କି.ମି. ଦୂରତାରେ ବଙ୍ଗୋପସାଗର କୂଳରେ ଅବସ୍ଥିତ । ଏହା ସ୍ୱର୍ଣ୍ଣ ତ୍ରିଭୁଜର ଗୋଟିଏ ସୀମାରେ ଅବସ୍ଥିତ । ଏହା ବ୍ଲାକ ପାଗୋଡା ନାମରେ ମଧ୍ୟ ବିଶ୍ୱ ବିଖ୍ୟାତ । କୋଣାର୍କ ଅର୍କ କ୍ଷେତ୍ର ନାମରେ ପୁରାଣ ପ୍ରସିଦ୍ଧ । ଏହା ମିତ୍ରବନ ଭାବେ ମଧ୍ୟ ପରିଚିତ ଥିଲା| ଏହି ସ୍ଥାନ ଭୁବନେଶ୍ୱରଠାରୁ ୬୫ କି.ମି.
ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ୱିନ ଶୁକ୍ଲପକ୍ଷ ପ୍ରତିପଦଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହୋଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି - ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
କରୋନାଭୂତାଣୁ ରୋଗ ୨୦୧୯ ବା (କୋଭିଡ-୧୯) (କରୋନା, କରୋନାଭାଇରସ, କୋଭିଡ ଆଦି ନାମରେ ମଧ୍ୟ ଜଣା) ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ ଦ୍ୱାରା(SARS କରୋନାଭାଇରସ ୨ କିମ୍ବା SARS-CoV-2) ବ୍ୟାପୁଥିବା ଏକ ସଂକ୍ରାମକ ରୋଗ । ପ୍ରଥମ କରି ଚୀନର ଉହାନଠାରେ ୨୦୧୯ ଡିସେମ୍ବରରେ ଏହା ବାବଦରେ ଜଣା ପଡ଼ିଥିଲା । କରୋନାଭାଇରସ ୨ SARS ଭୂତାଣୁ ସହିତ ସମ୍ବନ୍ଧିତ । ଏହି ରୋଗ ୨୦୧୯-୨୦ କରୋନାଭାଇରସ ବ୍ୟାପିବାର କାରଣ । ପ୍ରଭାବିତ ଲୋକେ ଜ୍ୱର, ଶୁଖିଲା କାଶ, ଥକା ଏବଂ ନିଶ୍ୱାସ ପ୍ରଶ୍ୱାସର ଅସୁବିଧା ଅନୁଭବ କରିପାରନ୍ତି ।ଗଳା ଯନ୍ତ୍ରଣା, ସିଂଘାଣୀ ନାକ କିମ୍ବା ଛିଙ୍କିବା ସେତେ ହୁଏନାହିଁ । ରୋଗର ପ୍ରଭାବ ବଢ଼ିଲେ ଏହା ନିମୋନିଆ ଏବଂ ବହୁ-ଅଙ୍ଗ ଅକାମୀ ଆଡ଼କୁ ଗତି କରିପାରେ ।ସଂକ୍ରମଣ କାଶ କିମ୍ବା ଛିଙ୍କିବା ସମୟରେ ନାକପୁଡ଼ାରୁ ଶ୍ୱାସଦେଇ ନିର୍ଗତ ବୁନ୍ଦା ମାଧ୍ୟମରେ ଜଣେ ବ୍ୟକ୍ତିଙ୍କଠାରୁ ଅନ୍ୟକୁ ବ୍ୟାପିଥାଏ । ସଂସର୍ଗ ହେବାଠାରୁ ରୋଗର ଲକ୍ଷଣ ଆରମ୍ଭ ହେବା ଯାଏ ସମୟ ସାଧାରଣତଃ ୨ରୁ ୧୪ ଦିନ ମଧ୍ୟରେ ଓ ହାରାହାରି ୫ ଦିନ ଧରି ହୋଇଥାଏ । ରୋଗ ନିର୍ଣ୍ଣୟର ମାନକ ପଦ୍ଧତି ହେଉଛି ନାସୋଫାରିଞ୍ଜିଆଲ ସ୍ୱାବ କିମ୍ବା ସ୍ପୁଟମ ନମୁନାରୁ ରିଭର୍ସ ଟ୍ରାନ୍ସକ୍ରିପସନ ପଲିମେରେଜ ଚେନ ରିଆକସନ (rRT-PCR) । ଫଳାଫଳ କିଛି ଘଣ୍ଟାରୁ ୨ ଦିନ ମଧ୍ୟରେ ମିଳିଥାଏ । ରକ୍ତ ସେରମ ନମୁନା ବ୍ୟବହାର କରି ଆଣ୍ଟିବଡି ଅନୁଧ୍ୟାନ (ଇମ୍ୟୁନୋଆସେ) ମଧ୍ୟ ବ୍ୟବହାର କରାଯାଇପାରେ ଓ ଫଳାଫଳ କିଛି ଦିନ ମଧ୍ୟରେ ମିଳିପାରିବ । ନିମୋନିଆର ବୈଶିଷ୍ଟ୍ୟ ଦେଖାଉଥିବା ଲକ୍ଷଣ, ବିପଦ କାରଣ ଏବଂ ଛାତି ସିଟି ସ୍କାନର ମିଶ୍ରଣରୁ ଏହି ସଂକ୍ରମଣ ମଧ୍ୟ ନିର୍ଣ୍ଣୟ କରାଯାଇପାରେ ।
ଲାଟିନ ଭାଷା (; Latin: [lingua latīna] Error: {{Lang}}: text has italic markup (help); IPA-ˈlɪŋɡʷa laˈtiːna) ଏକ ଇଟାଲୀୟ ଭାଷା , ପ୍ରକୃତରେ ଏହା 'ଲାଟିଅମ' ଓ 'ପ୍ରାଚୀନ ରୋମ'ରେ କୁହାଯାଏ । ଏହା ଅନ୍ୟ ଇଉରୋପୀୟ ଭାଷା ଭଳି , ପ୍ରାଚୀନ 'ପ୍ରାକ-ଭାରତୀୟ-ଇଉରୋପୀୟ' ଭାଷାରୁ ଉଦ୍ଭବ । ଏହାର ଉତ୍ପତି ଇଟାଲୀୟ ପେନିସୁଲାଠାରେ ହୋଇଥିଲା । ଯଦିଓ ଏହା ଏକ ମୃତ ଭାଷା , ଆଜିବି ବହୁତ ଛାତ୍ର , ଭାଷାବିତ ଓ ଖ୍ରୀଷ୍ଟିୟାନ ପାଦ୍ରୀ ଏହାକୁ ସୁନ୍ଦର ଭାବେ କହିପାରନ୍ତି । ଏବେବି ବହୁତ ବିଦ୍ୟାଳୟ ଓ ଉଚ୍ଚ-ବିଦ୍ୟାଳୟରେ ଏହାକୁ ପଢାଯାଏ । ଲାଟିନ ଭାଷାକୁ ନୂଆ ଶବ୍ଦ ସୃଷ୍ଟି ପାଇଁ ବ୍ୟବହାର କରାଯାଏ । ଲାଟିନ ବ୍ୟତୀତ ଅନ୍ୟ ଇଟାଲୀୟ ପରିବାରର ଭାଷା ସବୁ ଊହ୍ୟ ହୋଇଗଲେଣି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧ - ୨୩ ଅଗଷ୍ଟ ୧୯୩୮) ଜଣେ ଓଡ଼ିଆ କବି ଥିଲେ । ତାଙ୍କର ଜନ୍ମ ବସ୍ତର ଦେଶୀୟ ରାଜ୍ୟରେ ହୋଇଥିଲା । ବସ୍ତର ଓଡ଼ିଆଭାଷୀ ଅଞ୍ଚଳ । ହେଲେ ତାହା ଓଡ଼ିଶାରେ ନାହିଁ । ତାଙ୍କ ପିତା ଦାନିଏଲ୍ ସାବତ ଜଣେ ଡାକ୍ତର ହିସାବରେ ବ୍ରହ୍ମଦେଶରେ ରହୁଥିଲେ । ଏକାଧାରରେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । କୁନ୍ତଳା ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭା ଦ୍ବାରା ନିର୍ମିତ) । ଏହା ଲୋକଙ୍କ ଦ୍ବାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।