ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଅଂକୋର୍ ୱାଟ୍ ବା ଅଂଗକୋର୍ ୱତ୍ ମନ୍ଦିର କାମ୍ବୋଡିଆ ବା କାମ୍ପୁଚିଆରେସ୍ଥିତ ୧୬୨.୬ ହେକ୍ଟର୍ (୧୬୨୬୦୦୦ ବର୍ଗ ମିଟର୍ ବା ୪୦୨ ଏକର୍) କ୍ଷେତ୍ରଫଳ ବିଶିଷ୍ଟ ବିଶ୍ୱର ସର୍ବବୃହତ ଧାର୍ମିକ ଐତିହ୍ୟ ସ୍ଥଳୀ । କ୍ଷ୍ମେର୍ ବା ଖମେର୍ ଭାଷାରେ ଏହାକୁ អង្គរវត្ត ଭାବେ ଲେଖାଯାଏ ଓ ଏହାର ଅର୍ଥ ହେଲା "ମନ୍ଦିର ରାଜଧାନୀ" । ହିନ୍ଦୁ ଭଗବାନ ବିଷ୍ଣୁଙ୍କ ନିମନ୍ତେ କ୍ଷ୍ମେର୍ ରାଜବଂଶୀୟ ରାଜା ଦ୍ୱିତୀୟ ସୂର୍ଯ୍ୟବର୍ମନଙ୍କ ଦ୍ୱାରା ଏହି ମନ୍ଦିର ନିର୍ମିତ ହୋଇଥିଲା କିନ୍ତୁ କାଳକ୍ରମେ ଦ୍ୱାଦଶ ଶତାବ୍ଦୀର ଶେଷ ଆଡକୁ ଏହା ଏକ ବୌଦ୍ଧ ମନ୍ଦିରରେ ପରିଣତ ହୋଇଥିଲା । ଦ୍ୱାଦଶ ଶତାବ୍ଦୀର ଆରମ୍ଭ ବେଳକୁ ରାଜା ଦ୍ୱିତୀୟ ସୂର୍ଯ୍ୟବର୍ମନ କ୍ଷ୍ମେର ସାମ୍ରାଜ୍ୟର ରାଜଧାନୀ ଯଶୋଧାରାପୁର (କ୍ଷ୍ମେର ଭାଷାରେ យសោធរបុរៈ, ବର୍ତ୍ତମାନ ସମୟରେ ଅଂକୋର୍ ନାମରେ ପରିଚିତ)ଠାରେ ଏହି ମନ୍ଦିରର ନିର୍ମାଣ କରିଥିଲେ । ଏହା ତାଙ୍କର ରାଜକୀୟ ମନ୍ଦିର ବା ଇଷ୍ଟଦେବଙ୍କ ମନ୍ଦିର ଓ ପୂଜାସ୍ଥଳୀ ଥିଲା । ପୂର୍ବ ରାଜାମାନଙ୍କଦ୍ୱାରା ଅନୁସୃତ ଶୈବ ପରମ୍ପରାର ପରିବର୍ତ୍ତେ ଏହି ମନ୍ଦିରଟିକୁ ଭଗବାନ ବିଷ୍ଣୁଙ୍କ ନିମନ୍ତେ ଉତ୍ସର୍ଗୀକୃତ କରାଯାଇଥିଲା । ଏହି ଅଞ୍ଚଳର ପ୍ରଚୀନ ମନ୍ଦିରମାନଙ୍କ ମଧ୍ୟରେ ଏହା ଉତ୍ତମ ରୂପେ ସଂରକ୍ଷିତ ଏବଂ ଏହାର ପ୍ରତିଷ୍ଠା ସମୟରୁ ଆରମ୍ଭ କରି ଏକ ଦୀର୍ଘକାଳ ପର୍ଯ୍ୟନ୍ତ ଏହା ଧାର୍ମିକ କାର୍ଯ୍ୟକଳାପର କେନ୍ଦ୍ରବିନ୍ଦୁ ପାଲଟିଥିଲା । ଏହି ମନ୍ଦିର କ୍ଷ୍ମେର ପାରମ୍ପରିକ ସ୍ଥାପତ୍ୟ କଳାର ସର୍ବଶ୍ରେଷ୍ଠ ନିଦର୍ଶନ । ବର୍ତ୍ତମାନ ସମୟରେ ଏହି ମନ୍ଦିର କାମ୍ପୁଚିଆର ଜାତୀୟ ପ୍ରତୀକଭାବେ ପରିଗଣିତ ହେଉଛି । ଏହି ମନ୍ଦିର କାମ୍ପୁଚିଆର ଜାତୀୟ ପତାକାରେ ମଧ୍ୟ ଦୃଶ୍ୟମାନ ଏବଂ କାମ୍ପୁଚିଆକୁ ଆସୁଥିବା ପର୍ଯ୍ୟଟକଙ୍କ ପାଇଁ ପ୍ରମୁଖ ଆକର୍ଷଣ ସ୍ଥଳୀ । ଅଂକୋର୍ ୱାଟ୍ କ୍ଷ୍ମେର୍ ମନ୍ଦିର ସ୍ଥାପତ୍ୟ କଳାର ଦୁଇଟି ମୁଖ୍ୟ ଅଂଗ ହେଲା ମେରୁ ପର୍ବତ ଢାଞ୍ଚାରେ ନିର୍ମିତ ମୁଖ୍ୟ ମନ୍ଦିର ଓ ତାହାର ଚତୁର୍ପାର୍ଶ୍ୱରେ ଅନେକ ଗ୍ୟାଲେରି ପରି ମନ୍ଦିର ପ୍ରାଙ୍ଗଣ/ଚିତ୍ରଶାଳାର ନିର୍ମାଣ । ହିନ୍ଦୁ ପୌରାଣିକ ମତାନୁସାରେ ମେରୁ ପର୍ବତରେ ଦେବଗଣ ବାସ କରନ୍ତି । ୩.୬ କିଲୋମିଟର୍ ଦୀର୍ଘ ଜଳପୂର୍ଣ୍ଣ ଖାଇ ଖୋଳାଯାଇ ତାହା ମଧ୍ୟରେ ଚିତ୍ରଶାଳା ସଜ୍ଜିତ ଆୟତାକାର ମନ୍ଦିର କାନ୍ଥ ଓ ପ୍ରାଙ୍ଗଣ ନିର୍ମାଣ କରାଯାଇଥିଲା । ପ୍ରାଙ୍ଗଣର କେନ୍ଦ୍ରରେ ମୁଖ୍ୟ ମନ୍ଦିର ଓ ପାର୍ଶ୍ୱ ମନ୍ଦିରର ଶିଖରମାନ ଅବସ୍ଥିତ ଥିଲା । ଅଂକୋର୍ ୱାଟ୍ ମନ୍ଦିରର ମୁଖ୍ୟଦ୍ୱାର ପଶ୍ଚିମ ଦିଗକୁ ମୁହାଁଇଛି ଯାହାକି ଅନ୍ୟ ଅଂକୋରୀୟ ମନ୍ଦିରଠାରୁ ଭିନ୍ନ । ଏହି ବିଶେଷତା ସମ୍ପର୍କରେ ବିଶେଷଜ୍ଞମାନଙ୍କ ମଧ୍ୟରେ ମତ ପାର୍ଥକ୍ୟ ଦେଖାଦିଏ । ମନ୍ଦିର କାନ୍ଥରେ ଖୋଦିତ ରାମାୟଣ ଯୁଦ୍ଧ, ମହାଭାରତ ଯୁଦ୍ଧ, ରାବଣ କୈଳାସ ପର୍ବତ ଉଠାଇବାକୁ ଚେଷ୍ଟା କରିବା, ସମୁଦ୍ର ମନ୍ଥନ, କୃଷ୍ଣ ଓ ବାଣାସୁର ଯୁଦ୍ଧ ଇତ୍ୟାଦି ପୌରାଣିକ କାହାଣୀର ନିଖୁଣ ଚିତ୍ର, ସ୍ଥାପତ୍ୟର ସୌନ୍ଦର୍ଯ୍ୟ ନିମନ୍ତେ ଏହି ମନ୍ଦିର ବିଶ୍ୱ ପ୍ରସିଦ୍ଧ ।
ଚୈତ୍ର ଶୁକ୍ଳ ନବମୀ ରାମ ନବମୀ ରୂପେ ପରିଚିତ । ଏହି ଦିନ ରାମଚନ୍ଦ୍ରଙ୍କ ଜନ୍ମୋତ୍ସବ ପାଳନ କରାଯାଏ । ତ୍ରେତୟା ଯୁଗରେ ଅଯୋଧ୍ୟାର ରାଜା ଥିଲେ ଦଶରଥ । ତାଙ୍କର ତିନିରାଣୀ କୌଶଲ୍ୟା, କୈକେୟୀ ଓ ସୁମିତ୍ରା । ରାଜାଙ୍କର ବଡଦୁଃଖ ଥିଲା ଯେ ତାଙ୍କର କୌଣସି ସନ୍ତାନ ନ ଥିଲେ ମହାନ ଇକ୍ଷାକୁ କୁଳରେ ଉତ୍ତରାଧିକାରୀ ହେବାକୁ । କୁଳଗୁରୁ ବଶିଷ୍ଠ ପ୍ରାର୍ଥିତ ସନ୍ତାନ ପ୍ରାପ୍ତି ନିମନ୍ତେ ଋଷିଶୃଙ୍ଗଙ୍କଦ୍ୱାରା ପୁତ୍ରେଷ୍ଟି ଯଜ୍ଞ କରିବାକୁ ଦଶରଥଙ୍କୁ ଉପଦେଶ ଦେଲେ । ରାଜା କୁଳଗୁରୁ ଉପଦେଶ ଅନୁସାରେ ମହାନ୍ ଋଷି ଋଷିଶୃଙ୍ଗଙ୍କୁ ଅଯୋଧ୍ୟାରେ ଯଜ୍ଞ କରିବାକୁ ତାଙ୍କ ଆଶ୍ରମକୁ ଯାଇ ପ୍ରାର୍ଥନା କଲେ । ବଶିଷ୍ଠ ଓ ଋଷିଶୃଙ୍ଗଦ୍ୱାରା ପୁତ୍ରେଷ୍ଟି ଯଜ୍ଞ ସମାପନ ପରେ ଯଜ୍ଞେଶ୍ୱର ଯଜ୍ଞକୁଣ୍ଡରୁ ଆବିର୍ଭୁତ ହୋଇ ଦଶରଥଙ୍କୁ ଏକ ଚରୁଅନ୍ନପୂର୍ଣ୍ଣ ପାତ୍ର ପ୍ରଦାନ କରି ରାଣୀମାନଙ୍କୁ ସେବନ କରିବାକୁ କହିଲେ । ଦଶରଥ ଅଧା ଚରୁଅନ୍ନ କୌଶଲ୍ୟାଙ୍କୁ ଓ ଅନ୍ୟଅଧା ଭାଗକୁ କୈକେଇଙ୍କୁ ପ୍ରଦାନ କଲେ । କୌଶଲ୍ୟା ଓ କୈକେୟୀ ନିଜନିଜର ଚରୁଅନ୍ନର ଅଧାଭାଗରୁ କନିଷ୍ଠା ରାଣୀ ସୁମିତ୍ରାଙ୍କୁ ସେବନ କରିବାକୁ ଦେଲେ । ଏହାର କିଛିଦିନ ପରେ ତିନିରାଣୀ ଅନ୍ତଃସତ୍ତ୍ୱା ହେଲେ । ପବିତ୍ର ଚୈତ୍ର ନବମୀଦିନ ଦ୍ୱିପ୍ରହରରେ କୌଶଲ୍ୟା ପ୍ରଭୁ ରାମଚନ୍ଦ୍ରଙ୍କୁ, କୈକେୟୀ ଭରତଙ୍କୁ ଓ ସୁମିତ୍ରା ଯମଜ ସନ୍ତାନ ଲକ୍ଷ୍ମଣ ଓ ଶତ୍ରୁଘ୍ନଙ୍କୁ ଜନ୍ମ ଦେଲେ । ବିଷ୍ଣୁଙ୍କ ସପ୍ତମ ଅବତାର ପ୍ରଭୁ ରାମଚନ୍ଦ୍ର ସ୍ୱଇଚ୍ଛାରେ ଅଧର୍ମର ବିଲୋପ ଓ ରାବଣ ଆଦି ରାକ୍ଷାସମାନଙ୍କୁ ସଂହାର କରିବାକୁ ପୃଥିବୀପୃଷ୍ଟରେ ଅବତରଣ କରିଥିଲେ । ବୟଃପ୍ରାପ୍ତ ହେବାପରେ ପ୍ରଭୁ ରାମଚନ୍ଦ୍ର ମିଥିଳା ନରେଶ ରାଜର୍ଷି ଜନକଙ୍କ ଦୁହିତା ଦେବୀ ସୀତାଙ୍କ ସହିତ ବିବାହ ହୋଇଥିଲା । ବାଲ୍ମିକୀ ରାମାୟଣ ମତେ ମାର୍ଗଶିର ଶୁକ୍ଳପଞ୍ଚମୀ ଦିନ ସେହି ବିବାହ ଅନୁଷ୍ଠିତ ହୋଇଥିଲା । ରାଜସୁଖକୁ ପରିହାର ପୂର୍ବକ ପିତୃସତ୍ୟ ପାଳନ କରି ଚଉଦ ବର୍ଷ ରାମଚନ୍ଦ୍ର ଦେବୀସୀତା ଓ ଅନୁଜ ଲକ୍ଷ୍ମଣଙ୍କୁ ସାଙ୍ଗରେ ଧରି ବନବାସ ଯାଇଥିଲେ । ଅରଣ୍ୟରୁ ଅରଣ୍ୟ ଘୂରିବୁଲୁଥିଲେ ଦୁଃଖ ଯନ୍ତ୍ରଣାକୁ ପାଥେୟ କରି । ଦଣ୍ଡକାରଣ୍ୟରେ ଅବସ୍ଥାନ କାଳରେ ଶ୍ରୀରାମ ଓ ଅନୁଜ ଲକ୍ଷ୍ମଣଙ୍କ ଅନୁପସ୍ଥିତିରେ ଦୁରାଚାରୀ ରାବଣ ମାତା ସୀତାଙ୍କୁ ଏକାକିନୀ ଦେଖି ଅପହରଣ କରିନେଲା । ରାବଣ ଓ ସମସ୍ତ ରାକ୍ଷାସମାନଙ୍କୁ ନିଧନ କରି ସୀତାଙ୍କୁ ଉଦ୍ଧାର ବେଳକୁ ଚଉଦ ବର୍ଷର ବନବାସ ପୂରିଯାଇଥିଲା । ଅଯୋଧ୍ୟା ପ୍ରତ୍ୟାବର୍ତ୍ତନ କରି ରାଜସିଂହାସନରେ ଅଭିସିକ୍ତ ହୋଇ ରାଜଧର୍ମ ପାଳନ ଅବସରରେ ପ୍ରଜାକୁଳକୁ ସମ୍ମାନ ଜଣାଇବାକୁ ଯାଇ ଲଙ୍କାରୁ ଉଦ୍ଧାର ସମୟରେ ସୀତା ଅଗ୍ନିପରୀକ୍ଷା ଦେଇଥିଲେ ମଧ୍ୟ ତାଙ୍କୁ ନିର୍ବାସନ ଦଣ୍ଡ ଦେଇଥିଲେ । ଶ୍ରୀରାମଙ୍କ ତାଙ୍କ ଅବତାରରେ ସଂପୂର୍ଣ୍ଣ ମାନବଜୀବନ ଯାପନ କରିଥିଲେ । ରାମନବମୀ ଉପଲକ୍ଷେ ନଅଦିନ ବ୍ୟାପୀ ଭଜନ କୀର୍ତ୍ତନ, ଅଖଣ୍ଡ ପାଠ ଆଦି ଚାଲେ ବିଶେଷ ଭାବରେ ରାମଚରିତ ମାନସ ପାଠ କରାଯାଏ ।
ଚୈତ୍ରମାସ ଶୁକ୍ଳ ଅଷ୍ଟମୀ, ଅଶୋକାଷ୍ଟମୀ ନାମରେ ପରିଚିତ ଏବଂ ଏହି ଦିନର ଯାତ୍ରାର ରଥକୁ ରୁକୁଣା ରଥ ଯାତ୍ରା କହନ୍ତି । ବିଶେଷତଃ ଏହି ସମୟରେ ଦେବୀ ଦୁର୍ଗାଙ୍କ ବାସନ୍ତୀ ପୂଜା ଚାଲିଥାଏ । ସେହିପରି ଅଶୋକାଷ୍ଟମୀ ପରଦିନ ରାମ ନବମୀ ପାଳନ କରାଯାଏ । ରାମନବମୀ ପୂର୍ବଦିନ ଅଶୋକ ନାମ ଯୋଡ଼ିହୋଇ ଥିବାରୁ ରାମାୟଣର ଅଶୋକବନ କଥା ମନକୁ ଆସେ । ଏହିଦିନ ସୀତା ଅଶୋକ ଜଳପାନ କରି ଦୁଃଖ ଭୁଲିଯାଇଥିବାରୁ ସେହିଦିନଠାରୁ ଏହିଦିନଟି ପ୍ରସିଦ୍ଧ ହୋଇଛି ବୋଲି ଲୋକକଥା ରହିଛି । ଭେଷଜ ଶାସ୍ତ୍ରରୁ ଜଣାଯାଏ ଅଶୋକ ବୃକ୍ଷ ସ୍ତ୍ରୀଲୋକଙ୍କ ଉପକାରୀ । ବିଶେଷକରି ପୁନର୍ବସୁ ନକ୍ଷତ୍ରରେ ଏହା ସେବନ କଲେ ଅଧିକ ଫଳପ୍ରଦ ହୁଏ । କିଛିଲୋକଙ୍କ ମତରେ ରାବଣ ଜଣେ ବୈଜ୍ଞାନିକ ଥିଲା ଏବଂ ସ୍ତ୍ରୀଲୋକଙ୍କ ପ୍ରଧାନ ଋତୁଜନିତ ରୋଗ ନିରାକରଣ ନିମିତ୍ତ ଅଶୋକବନ ସୃଷ୍ଟି କରିଥିଲେ । ଏହି ବନରେ ସୀତାଙ୍କୁ ରଖିଲେ ତାଙ୍କର ଶାରୀରିକ ବିଶେଷତଃ ସ୍ତ୍ରୀରୋଗ ହେବନାହିଁ ବୋଲି ରାବଣ ସୀତାଙ୍କୁ ସେଠାରେ ରଖାଇଥିଲେ ।
ପୋସ୍ଚୁରାଲ ଅର୍ଥୋସ୍ଟାଟିକ ଟାକିକାର୍ଡ଼ିଆ ସିଣ୍ଡ୍ରୋମ
ପୋସ୍ଚୁରାଲ ଅର୍ଥୋସ୍ଟାଟିକ ଟାକିକାର୍ଡ଼ିଆ ସିଣ୍ଡ୍ରୋମ (ଇଂରଜୀ ଭାଷାରେ Postural orthostatic tachycardia syndrome ବା ପିଓଟିଏସ (POTS) ଏକ ବେମାରୀ ଯେଉଁଥିରେ ଶୋଇଥିବା (lying) ଅବସ୍ଥାରୁ ହଠାତ୍ ଉଠିପଡ଼ିଲେ ଟାକିକାର୍ଡ଼ିଆ (increase in heart rate) ବା ଦୃଦ୍ଗତି ହାର ବୃଦ୍ଧି ହୋଇଯାଏ । ଏଥିଯୋଗୁ ହାଲୁକା ମୁଣ୍ଡ (lightheadedness), ଚିନ୍ତା ସମସ୍ୟା, ଝାପସା ଦୃଷ୍ଟି (blurry vision), ଦୂର୍ବଳତା ଆଦି ଲକ୍ଷଣମାନ ଦେଖାଯାଇପାରେ । ଏହ ସହିତ ଇରିଟେବ୍ଲ ବାୱେଲ ସିଣ୍ଡ୍ରୋମ୍, ନିଦ୍ରାହୀନତା, କ୍ରନିକ ମୁଣ୍ଡବିନ୍ଧା (chronic headaches), ଏହଲର୍ସ-ଡାନଲର୍ସ ସିଣ୍ଡ୍ରୋମ, ଫାଇବ୍ରୋମ୍ୟାଲ୍ଜିଆ ଇତ୍ୟାଦି ସହଯୋଗୀ ବେମାରୀ ଥାଇପାରନ୍ତି ।ଏହି ରୋଗର କାରଣ ଅଦ୍ୟାବଧି ଅସ୍ପଷ୍ଟ ଅଛି । ଅନେକ ସମୟରେ ଏହା ଏକ ଭୁତାଣୁ ସଂକ୍ରମଣ, ଅପରେଶନ ବା ଗର୍ଭାବସ୍ଥା ପରେ ଆରମ୍ଭ ହୁଏ । ପରିବାରରେ ଏହି ରୋଗ ଇତିହାସ ଥିଲେ ରୋଗ ହେବା ସଙ୍କଟ ରହେ । ଠିଆ ହେବାର ୧୦ ମିନିଟ ମଧ୍ୟରେ ହୃଦ୍ଗତି ହାର ମିନିଟ ପିଛା ୩୦ରୁ ଅଧିକ ହେଲେ ଓ ଲକ୍ଷଣ ଦେଖାଗଲେ ଏହି ରୋଗ ନିର୍ଣ୍ଣୟ କରାଯାଏ । ଠିଆ ହେଲେ ନିମ୍ନ ରକ୍ତଚାପ (Low blood pressure with standing) ହୁଏନାହିଁ । ଏକା ଭଳି ଲକ୍ଷଣ ପ୍ରକାଶ ପାଉଥିବା ଅନ୍ୟାନ୍ୟ ରୋଗମାନଙ୍କ ନାମ ଯଥାକ୍ରମେ ଦୀର୍ଘକାଳୀନ ବିଛଣା ଶୟନ (Prolonged bedrest), ନିର୍ଜଳନ (dehydration), ହାଇପରଥାଇରଏଡିଜମ, ଆନିମିଆ, କତିପୟ ଔଷଧ ପ୍ରତିକ୍ରିୟା ଅଟେ ଓ ଏହି ରୋଗ ଗୁଡ଼ିକ ନଥିବା ପ୍ରଥମେ ନିର୍ଣ୍ଣୟ କରିବାକୁ ହୁଏ ।ଏହି ରୋଗ ଚିକିତ୍ସାରେ ଲକ୍ଷଣ ସୃଷ୍ଟିକାରୀ କାରକମାନଙ୍କଠାରୂ ଦୂରରେ ରହିବା, ଖାଦ୍ୟରେ ଲବଣ ଓ ଜଳ ଅଧିକ ଖାଇବା, କମ୍ପ୍ରେସନ ସ୍ଟକିଙ୍ଗ (compression stockings), ବ୍ୟାୟାମ, କଗନିଟିଭ ବିହେଭିଅରାଲ ଥେରାପି (cognitive behavioral therapy) ଓ ଔଷଧ ବ୍ୟବହାର କରାଯାଏ । ଔଷଧ ଭାବରେ ବିଟା ବ୍ଲକର (Beta blockers), ପାଇରିଡୋସ୍ଟିଗମିନ (pyridostigmine), ମିଡୋଡ୍ରିନ (midodrine), ଓ ଫ୍ଲୁଡ୍ରୋକର୍ଟିଜୋନ (fludrocortisone) ଆଦି ଦିଆଯାଏ । ଭୁତାଣୁ ସଂକ୍ରମଣ ଯୋଗୁ ଆରମ୍ଭ ହୋଇଥିବା ରୋଗୀଙ୍କ ମଧ୍ୟରୁ ୫୦% ରୋଗୀ ୫ ବର୍ଷ ମଧ୍ୟରେ ଭଲ ହୋଇଯାଆନ୍ତି । ଉପଯୁକ୍ତ ଚିକିତ୍ସା କଲେ ପ୍ରାୟ ୯୦% ରୋଗୀଙ୍କ ଅବସ୍ଥାରେ ଉନ୍ନତି ଘଟେ । ଯୁକ୍ତରାଷ୍ଟ୍ର ଆମେରିକାରେ ପ୍ରାୟ ୦.୫ରୁ ୩ ନିୟୁତ ଲୋକ ଏହି ରୋଗର ଶିକାର ହୋଇଛନ୍ତି । ପ୍ରାୟ ୨୦ ବର୍ଷ ବୟସରେ ରୋଗ ଆରମ୍ଭ ହୁଏ ଓ ମହିଳାମାନେ ଅଧିକ ଆକ୍ରାନ୍ତ ହୁଅନ୍ତି ।
୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ ବ୍ରିଟିଶ ଶାସନରୁ ଅଲଗା ହୋଇ ଏକ "ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ" ଗଠନ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ୱର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ଓଡ଼ିଶା ଗଠନ କରାଯାଇଥିଲା ।
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହାକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହାଯାଏ । ପ୍ରତ୍ୟେକ ବେଦର ନିଜସ୍ୱ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଓଡ଼ିଶା ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ୱର ବିଶ୍ୱାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକଗୁଡ଼ିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ୱୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ୱ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଚକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ ଓ ଅନ୍ତର୍ଲକ୍ଷ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ୱସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ,ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ୱାନ ଦେଇଥାନ୍ତି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼଼଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼଼଼ଦେଉଳ ଏବଂ ବଡ଼଼଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରାଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରାଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବିମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଅଟିଜିମ୍ (ଇଂରାଜୀ ଭାଷାରେ Autism) ଏକ ତୃଟିଯୁକ୍ତ ଶାରୀରିକ ବିକାଶ (developmental disorder) ଯେଉଁଥିରେ ଅନ୍ୟ ଲୋକମାନଙ୍କ (social interaction|) ସହିତ ସାମାଜିକ ଭାବ ବିନିମୟ ଓ ଯୋଗାଯୋଗ (communication) ସମସ୍ୟା ଦେଖାଯାଏ ଓ ସୀମିତ ତଥା ପୁନଃପୌନିକ ବ୍ୟବହାର (behavior) ଦେଖାଯାଏ । ଶିଶୁର ପ୍ରଥମ ଦୁଇ ବା ତିନି ବର୍ଷ ମଧ୍ୟରେ ରୋଗ ଲକ୍ଷଣ ଲକ୍ଷ କରିପାରନ୍ତି । ସମୟ କ୍ରମେ ଲକ୍ଷଣଗୁଡ଼ିକ ଧୀରେ ବିକଶିତ ହୁଏ, କେତେକ ଶିଶୁ ବିକାଶର ମାଇଲ ଖୁଣ୍ଟରେ (developmental milestones ପହଞ୍ଚିବା ପରେ ଅବସ୍ଥା ହଠାତ ଖରାପ ଦିଗକୁ ଗତି (worsen) କରେ ।ଅଟିଜିମ୍ ରୋଗ ଉଭୟ ପରିବେଶ (environmental factors) ଓ ଜେନେଟିକ (Genetic) କାରଣରୁ ହୁଏ । ଗର୍ଭାବସ୍ଥାରେ ରୁବେଲା ସଂକ୍ରମଣ, ଭାଲପ୍ରୋଇକ ଏସିଡ (valproic acid), ଆଲକହଲ (ଡାକ୍ତରୀ ବ୍ୟବହାର), କିମ୍ବା କୋକେନ ସେବନ ଯୋଗୁ ଏହି ରୋଗ ସଙ୍କଟ ସୃଷ୍ଟି ହୁଏ । ପରିବେଶ କାରଣ ଭାବରେ କେତେକ (vaccine hypotheses) ନାମ ଉଲ୍ଲେଖ କରାଯାଇଥିଲେ ମଧ୍ୟ ତାହା ପ୍ରମାଣିତ ହୋଇପାରିନାହିଁ । ମସ୍ତିଷ୍କରେ ଥିବା ସ୍ନାୟୁ କୋଷ (nerve cell) ଓ ସିନାପ୍ସଗୁଡ଼ିକର (synapse) ସମାଚାର ସଂସାଧନର ତରିକା ବୁଝିହେଉନାହିଁ ।ଯଥା ଶୀଘ୍ର ବାକ ଓ ବ୍ୟବହାରୀକ ଥେରାପି (behavioral interventions) ଦେଲେ ଶିଶୁର ନିଜ ଯତ୍ନ, ସାମାଜିକ ଦକ୍ଷତା ଓ ଯୋଗାଯୋଗ ଦକ୍ଷତା ବିକାଶରେ ସାହାଯ୍ୟ ହୁଏ । ଯଦିଓ ଏହା ଆରୋଗ୍ୟ (cure) ହୁଏନି, ତଥାପି କେତେକ ଶିଶୁ ଏହି ରୋଗରୁ ସୁସ୍ଥ ହେଉଛନ୍ତି । ଅନେକ ରୋଗୀ ଯୁବାବସ୍ଥାରେ ସ୍ୱାଧୀନ ଭାବରେ ଚଳିପାରନ୍ତିନି ଓ ଅଳ୍ପ କେତେକ ସଫଳ ହୋଇପାରନ୍ତି । ଏହି ରୋଗ ବିଷୟରେ ଏକ ସାମାଜିକ ଓ ସାଂସ୍କୃତିକ ଦୃଷ୍ଟିକୋଣ (autistic culture) ବିକଶିତ ହୋଇଛି; କେତେକ ରୋଗୀ ଆରୋଗ୍ୟ କାମନା କରୁଛନ୍ତି ଓ ଅନ୍ୟମାନେ ଏହାକୁ ରୋଗ ଭାବରେ ବିବେଚନା ନକରି ଏକ ଭିନ୍ନତା ରୂପେ ବିବେଚନା କରିବାକୁ ଅଧିକାର ଆନ୍ଦୋଳନ (accepted as a difference and not treated as a disorder) କରୁଛନ୍ତି ।ସନ ୨୦୧୫ରେ ସାରା ପୃଥିବୀରେ ୨୪.୮ ନିୟୁତ ଲୋକଙ୍କୁ ଅଟିଜିମ୍ ରୋଗ ହୋଇଥିଲା । ବିଂଶ ଶତାବ୍ଦୀରେ ପୃଥିବୀରେ ପ୍ରତି ୧,୦୦୦ଲୋକରେ ୧-୨ ଜଣକୁ ଏହି ରୋଗ ହୁଏ । ବିକଶିତ ଦେଶମାନଙ୍କରେ (developed countries) ପ୍ରାୟ ୧.୫% ପିଲାଙ୍କର ସନ ୨୦୧୭ରେ ଏଏସଡି ରୋଗ ନିର୍ଣ୍ଣୟ ହୋଇଥିଲା । ଯୁକ୍ତରାଷ୍ଟ୍ର ଆମେରିକାରେ ୨୦୦୦ ମସିହାରେ ଏହାର ୦.୭ % ବୃଦ୍ଧି ହୋଇଥିଲା । ଝିଅଙ୍କ ଅପେକ୍ଷା ପୁଅଙ୍କର ୪-୫ ଗୁଣ ଅଧିକ ରୋଗ ହେବା ଦେଖାଯାଏ । ସନ ୧୯୬୦ ପରଠାରୁ ଏହି ରୋଗୀ ସଂଖ୍ୟା ଆଶାତୀତ ଭାବରେ ବୃଦ୍ଧି ହୋଇଛି, ଏହା ନିର୍ଣ୍ଣୟ କରିବାର ଉନ୍ନତ ପଦ୍ଧତି ଯୋଗୁ ହେଉଛି କି ପ୍ରକୃତ ବୃଦ୍ଧି ହେଉଛି ତାହା ସମାଧାନ ହୋଇନି ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ । ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ସେଥିରୁ ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱରଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧୀନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
ବିର୍ସା ମୁଣ୍ଡା ଭାରତର ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଇତିହାସରେ ବିଖ୍ୟାତ। ଊନବିଂଶ ଶତାବ୍ଦୀରେ ଭାରତରେ ଇଂରେଜ ଶାସନ କାଳରେ ବିର୍ସା ବିହାର ଓ ଝାଡ଼ଖଣ୍ଡ ଅଞ୍ଚଳର ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ଏକାଠି କରି ଏକ ବଡ଼ ଧରଣର ବିପ୍ଲବ ଆରମ୍ଭ କରିଥିଲେ । ୨୫ ବର୍ଷ ବୟସର ହେବା ବେଳକୁ ଭାରତର ସ୍ୱାଧୀନତା ସଂଗ୍ରାମର ଇତିହାସରେ ସେ ଏକ ନୂତନ ଫର୍ଦ୍ଦ ଯୋଡ଼ିସାରିଥିଲେ । ସେ ନିଜ ଗାଁ ଏବଂ ଆଖପାଖ ଅଞ୍ଚଳର ଯୁବକ ମାନଙ୍କୁ ଇଂରେଜ ସରକାରଙ୍କ ବିରୋଧରେ ଲଢ଼ିବାକୁ ସଂଗଠିତ କରିପାରିଥିଲେ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ପ୍ରତିଶବ୍ଦ- ଭିଟାମିନ, ଜୀବନିକା, ଖାଦ୍ୟପ୍ରାଣ ।ଜୀବସାର ଗୋଟିଏ ଇରାଂଜୀ ଶବ୍ଦ ଯାହାକୁ ସମସ୍ତେ ବୁଝି ପାରନ୍ତି । ଭିଟା ଶବ୍ଦର ଅର୍ଥ ପ୍ରାଣ (Life) ଓ ଏହା ଏକ ଆମିନ ଧରଣର ଜୈବ (Organic) ପଦାର୍ଥ ବୋଲି ଧରାଯାଉ ଥିବାରୁ ଆମିନ ନାମ ଦେଇ ଭିଟାମିନ ନାମ କରଣ କରାଯାଇ ଥିଲା । ସୁତରାଂ ଭିଟାମିନ ଜୀବମାନଙ୍କ ନିମନ୍ତେ ସ୍ୱଳ୍ପ ପରିମାଣର ଏକ ଅତ୍ୟାବଶ୍ୟକ ଜୈବିକ ପଦାର୍ଥ । ଯେତେବେଳେ ଜୈବିକ ରାସାୟନିକ ପଦାର୍ଥ ଜୀବ ଶରୀରରେ ଯଥେଷ୍ଟ ପରିମାଣରେ ପ୍ରସ୍ତୁତ ହୋଇ ପାରେ ନାହିଁ ଓ ତାହାକୁ ବାହାରୁ ସଂଗ୍ରହ କରିବାକୁ ପଡ଼େ ସେତେବେଳେ ତାହାକୁ ଭିଟାମିନ କୁହାଯାଏ । ତେଣୁ ଏହା ଏକ ସର୍ତ୍ତ ମୂଳକ ଶବ୍ଦ ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ ପ୍ରତିବର୍ଷ ୨୨ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅନେକ ବର୍ଷ ଧରି ରଘୁନାଥ ବେଶ ଆଉହୋଇନଥିଲା ବେଳେ ୧୯୯୪ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ନୃସିଂହ ବେଶ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଧ ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା : - ସୁନାବେଶ ପ୍ରାୟ ପାଞ୍ଚ ଥର ଓ ଶ୍ରାଦ୍ଧ ବେଶ ତିନିଥର ସଂପନ୍ନ ହୋଇଥାଏ ।
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।
ଅଂଶୁଘାତ ( ଇଂରାଜୀ ଭାଷାରେ Heat stroke, also known as sun stroke) ଏକ ଉତ୍ତାପ ଜନିତ ବେମାରୀ (heat illness) ଯାହା ଅତ୍ୟଧିକ ଉତ୍ତାପ ଯୋଗୁ ହୁଏ ଓ ଏଥିରେ ଦେହର ଉତ୍ତାପ ୪୦.୦ ସେଲସିୟସରୁ ଅଧିକ ଥାଏ ଓ ମାନସିକ ଦ୍ୱନ୍ଦ୍ୱ ହୁଏ । ଅନ୍ୟାନ୍ୟ ଲକ୍ଷଣ ମଧ୍ୟରେ ଉଚ୍ଚ ରକ୍ତଚାପ ,(high blood pressure) ଶୁଷ୍କ ଲାଲ ଓ ଓଦା ଚମ, ମୁଣ୍ଡବଥା, ଦ୍ୱନ୍ଦ୍ୱ ଓ ମୁଣ୍ଡ ଓଜନିଆ ଆଦି ଦେଖାଯାଏ । ଏହା ହଠାତ୍ ବା ଧୀରେ ଆରମ୍ଭ ହୋଇପାରେ । ଅଧିକ ଜଟିଳ ହେଲେ ଅପସ୍ମାର ବାତ Seizures, ରାବଡୋମାୟୋଲାଇସିସ, ବୃକ୍କ ଫେଲ (kidney failure) ଆଦି ଲକ୍ଷଣମାନ ଦେଖାଯାଏ ।ଅତ୍ୟଧିକ ବାହ୍ୟ ଉତ୍ତାପ ଓ ଅଧିକ ଶାରୀରିକ ପରିଶ୍ରମ (physical exertion) ଯୋଗୁ ଏହି ରୋଗ ହୁଏ । ଅତି ଛୋଟ ଓ ଅତି ବୟସ୍କ ବ୍ୟକ୍ତି, ଉତ୍ତାପ ଢେଉ (heat waves), ଅତ୍ୟଧିକ ଆର୍ଦ୍ରତା (humidity), କେତେକ ଔଷଧ, ହୃଦ୍ରୋଗ, ଚର୍ମ ରୋଗ ଯୋଗୁ ଏହି ସଙ୍କଟ ସୃଷ୍ଟି ହୁଏ । ସାରୀରିକ ପରିଶ୍ରମ ନଥାଇ ହେଉଥିବାଅ ରୋଗ ସାଧାରଣତଃ ଅତି ଛହୋଟ ବା ଅତି ବୃଦ୍ଧ ଅବସ୍ଥାରେ ହୁଏ । ଲକ୍ଷଣ ଅନୁଯାୟୀ ରୋଗ ନିର୍ଣ୍ଣୟ କରାଯାଏ । ଏହା ଏକ ପ୍ରକାର ହାଇପରଥର୍ମିଆ (hyperthermia) ବା ଉଚ୍ଚତାପମାତ୍ରା ବେମାରୀ । ଏହା ସାଧାରଣ ଜ୍ୱର ରୋଗଠାରୁ ପୃଥକ୍ ।ପ୍ରତିଷେଧକ ବ୍ୟବସ୍ଥା ମଧ୍ୟରେ ଯଥେଷ୍ଟ ତରଳ ପଦାର୍ଥ ଦିଆଯାଏ ଓ ଅତ୍ୟଧିକ ଗରମରୁ ଦୂରରେ ରହିବାକୁ ଉପଦେଶ ଦିଆଯାଏ । ରୋଗୀର ଦେହକୁ ତୁରନ୍ତ ଥଣ୍ଡା କରିବା ଓ ସାହାଯ୍ୟକାରୀ ଯତ୍ନ (supportive care) ନେବା ଆବଶ୍ୟକ । ଦେହ ଉତ୍ତାପ କମେଇବା ପାଇଁ ରୋଗୀ ଦେହକୁ ଜଳ ସିଞ୍ଚନ କରାଯାଏ, ଥଣ୍ଡା କରିବା ଲାଗି ବରଫ ମିଶ୍ରିତ ଜଳରେ ବୁଡ଼େଇ ରଖାଯାଏ ଓ ଶିରାଭ୍ୟନ୍ତର ତରଳ ପଦାର୍ଥ (intravenous fluids) ଦିଆଯାଏ । ବରଫ ପ୍ୟାକ (ice packs) ରୁଟିନ ଭାବରେ ଦିଆଯାଏ ନାହିଁ ।ଯୁକ୍ତରାଷ୍ଟ୍ର ଆମେରିକାରେ ଏହି ରୋଗ ଯୋଗୁ ବର୍ଷକୁ ୬୦୦ରୁ ଉର୍ଦ୍ଧ୍ୱ ମୃତ୍ୟୁ ହୁଏ । ଏହି ମୃତ୍ୟୁ ହାର ସନ ୧୯୯୫ରୁ ୨୦୧୫ ମଧ୍ୟରେ ବୃଦ୍ଧି ପାଇଥିବା ଜଣାଯାଏ । ଅତ୍ୟଧିକ ପରିଶ୍ରମ ବା ବ୍ୟାୟାମ ଯୋଗୁ ମୃତ୍ୟୁ ହାର ମାତ୍ର ୫% ଥିବାବେଳେ ଅଣବ୍ୟାୟାମ କାରନ ଯୋଗୁ ୬୫% ମୃତ୍ୟୁ ହୁଏ ।
ଧର୍ମ ହେଉଛି ନିର୍ଦ୍ଦିଷ୍ଟ ଆଚରଣ ଏବଂ ଅଭ୍ୟାସ, ବିଶ୍ୱ ଦୃଷ୍ଟିକୋଣ, ଦିବ୍ଯଗ୍ରନ୍ଥ, ତୀର୍ଥ, ଭବିଷ୍ୟବାଣୀ, ନୈତିକତା ଇତ୍ଯାଦି ଯାହା ମାନବକୁ ଆଲୌକିକ, ଆଧ୍ୟୟନିକ କିମ୍ବା ଆଧ୍ୟାତ୍ମିକ ଉପାଦାନ ସହିତ ଜଡ଼ିତ କରୁଥିବା ସାମାଜିକ-ସାଂସ୍କୃତିକ ବ୍ୟବସ୍ଥା । ତେବେ ସ୍ପଷ୍ଟ ଭାବରେ ଧର୍ମର ସଜ୍ଞା ଉପରେ ଏପର୍ଯ୍ୟନ୍ତ କୌଣସି ଅଧ୍ୟୟନପ୍ରସୂତ ସହମତି ନାହିଁ ।ଭିନ୍ନ ଭିନ୍ନ ଧର୍ମରେ ଦିବ୍ୟ, ପବିତ୍ର ବସ୍ତୁ, ବିଶ୍ୱାସ, ଅଲୌକିକ ଜୀବ କିମ୍ବା ଅଲୌକିକ ଜୀବନ କିମ୍ବା "ଅବଶିଷ୍ଟ ଜୀବନ ପାଇଁ ମାନଦଣ୍ଡ ଏବଂ ଶକ୍ତି ପ୍ରଦାନ କରିବା ଭଳି କିଛି ଚିରନ୍ତନତା ଏବଂ ଅପାର୍ଥିବତା" ଆଦି ବିଷୟ ରହିଥାଇପାରେ କିମ୍ବା ନଥାଇପାରେ । ଧାର୍ମିକ ଅଭ୍ୟାସଗୁଡ଼ିକ ଭିତରେ ରୀତିନିତି, ଧର୍ମୋପଦେଶ, (ଦେବତା ଏବଂ/କିମ୍ବା ସନ୍ଥମାନଙ୍କ ପ୍ରତି) ସ୍ମାରକ କିମ୍ବା ଅତ୍ୟଧିକ ସମ୍ମାନ , ବଳିଦାନ, ପର୍ବ, ଭୋଜି, ପ୍ରଣାମ, ଆରମ୍ଭ, ଅନ୍ତିମକ୍ରିୟା, ବିବାହ କାର୍ଯ୍ୟ, ଧ୍ୟାନ, ପ୍ରାର୍ଥନା, ସଂଗୀତ, କଳା, ନୃତ୍ୟ, ଜନ ସେବା କିମ୍ବା ମାନବ ସଂସ୍କୃତିର ଅନ୍ୟ ଦିଗ ଅନ୍ତର୍ଭୁକ୍ତ ହୋଇପାରେ । ଧର୍ମଗୁଡ଼ିକରେ ବିଭିନ୍ନ ପରାଭୌତିକ କାହାଣୀସବୁ ରହିଛି । ଏସବୁ ପବିତ୍ର ଶାସ୍ତ୍ର, ପ୍ରତୀକ ଏବଂ ପବିତ୍ର ସ୍ଥାନମାନଙ୍କରେ ସଂରକ୍ଷିତ ହୋଇ ରହେ ଏବଂ ତାହାର ଉଦ୍ଦେଶ୍ୟ ସାଧାରଣତଃ ଜୀବନକୁ ଅର୍ଥପୂର୍ଣ୍ଣ କରିବା ଉଦ୍ଦେଶ୍ୟରେ ହୋଇଥାଏ । ଧର୍ମରେ ଥିବା ସାଙ୍କେତିକ କାହାଣୀସବୁକୁ ବେଳେବେଳେ ଅନୁଗାମୀମାନେ ସତ୍ୟ ବୋଲି କହିଥାନ୍ତି । ଏସବୁର ଉଦ୍ଦେଶ୍ୟ ଜୀବନର ଉତ୍ପତ୍ତି, ବ୍ରହ୍ମାଣ୍ଡ ଏବଂ ଅନ୍ୟାନ୍ୟ ଜିନିଷର ବ୍ୟାଖ୍ୟା କରିବା । ପାରମ୍ପରିକ ଭାବେ କାରଣ ରହିତ ବିଶ୍ୱାସକୁ ଧାର୍ମିକ ବିଶ୍ୱାସର ଉତ୍ସ ଭାବେ ବିବେଚନା କରାଯାଇଛି ।ବିଶ୍ୱରେ ପ୍ରାୟ ୧୦,୦୦୦ରୁ ଅଧିକ ଧର୍ମ ରହିଛି । ବିଶ୍ୱ ଜନସଂଖ୍ୟାର ୮୪ ଭାଗ ଲୋକ ଖ୍ରୀଷ୍ଟ, ହିନ୍ଦୁ, ଇସ୍ଲାମ, ବୌଦ୍ଧ ତଥା ଲୋକପ୍ରଥା ସହ ଯୋଡି ହୋଇଛନ୍ତି । ଅବଶିଷ୍ଟ ଲୋକମାନେ ନିଜକୁ କୌଣସି ନିର୍ଦ୍ଦିଷ୍ଟ ଧର୍ମର ବୋଲି ଭାବନ୍ତି ନାହିଁ କିମ୍ବା ସେମାନେ ନିଜକୁ ନାସ୍ତିକ ବୋଲି ମାନନ୍ତି ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ମମତାମୟୀ ଚୌଧୁରୀ (ଜନ୍ମ: ୧ ଅକ୍ଟୋବର ୧୯୬୯) ଜଣେ ଓଡ଼ିଆ ସାହିତ୍ୟିକା । ତାଙ୍କ କବିତା, ଗଳ୍ପ ଓ ଉପନ୍ୟାସ ଆଦି ରଚନାରେ ପ୍ରଧାନତଃ ନାରୀମାନଙ୍କ ବେଦନା ତଥା ସଙ୍ଘର୍ଷ ବର୍ଣ୍ଣିତ । ତାଙ୍କ ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ “ଛିନ୍ନମସ୍ତା”, “ବଜାର”, “ଶତାବ୍ଦୀର ନୀଳପକ୍ଷୀ”, “ଅର୍ଦ୍ଧେକ ଜୀବନ”, “ଧୂଆଁର ଜ୍ୟାମିତି”, “ଈଶ୍ଵରୀ”, “ଦିଗ୍ବଳୟ ଏଠି ନୁହେଁ”, “ସାରାଂଶ” ଓ “ବୈଶ୍ରବଣୀ” ଆଦି ଅନ୍ୟତମ । ୨୦୧୦ ମସିହାରେ ତାଙ୍କର ବୈଶ୍ରବଣୀ ଉପନ୍ୟାସ ପୁସ୍ତକ ନିମନ୍ତେ ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନୀତ ହୋଇଥିଲେ । ତାଙ୍କର ସାହିତ୍ୟ ରଚନା ନିମନ୍ତେ ସେ ଭୁବନେଶ୍ଵର ପୁସ୍ତକମେଳା ପୁରସ୍କାର, ଅଦ୍ଵୈତ କଥା ପୁରସ୍କାର, ଟାଇମପାସ୍ ବୁକର୍ ସମ୍ମାନ, କଳିଙ୍ଗପ୍ରଭା କବିତା ସମ୍ମାନ, ଅମୃତାୟନ ସମ୍ମାନ ଆଦିରେ ମଧ୍ୟ ସମ୍ମାନୀତ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
କୁଷ୍ଠ ଏକ ଦୀର୍ଘ ସ୍ଥାୟୀ ରୋଗ ଯାହାକୁ ଇଂରାଜୀରେ ଲେପ୍ରୋସି (Leprosy) ବା ହାନ୍ସେନ୍ ରୋଗ (Hansen’s disease ବା HD) କହନ୍ତି । ମାଇକୋବ୍ୟାକ୍ଟେରିଅମ ଲେପ୍ରି (Mycobacterium leprae) ଓ ମାଇକୋବ୍ୟାକ୍ଟେରିଅମ ଲେପ୍ରୋମାଟୋସିସ (Mycobacterium lepromatosis) ନାମକ ଦୁଇ ପ୍ରକାର ବ୍ୟାକ୍ଟେରିଆଦ୍ୱାରା ଏହି ରୋଗ ହୁଏ । ଏହି ରୋଗ ପ୍ରାରମ୍ଭରେ ଆଦୌ ଲକ୍ଷଣଯୁକ୍ତ ହୁଏ ନାହିଁ ଓ ୫ରୁ ୨୦ ବର୍ଷ ପର୍ଯ୍ୟନ୍ତ ବିନା ଲକ୍ଷଣରେ ରହିପାରେ । ସ୍ନାୟୁ, ଚର୍ମ, ଶ୍ୱାସ ନଳୀ, ଚକ୍ଷୁ ଇତ୍ୟାଦିରେ ଏହି ରୋଗ ଗ୍ରାନୁଲୋମା ଆକାରରେ ଦେଖାଯାଏ । ରୋଗ ପ୍ରଭାବିତ ସ୍ଥାନରେ କୌଣସି ପେନ୍ ବା ଯନ୍ତ୍ରଣା ହୁଏ ନାହିଁ, ଏଣୁ ଉର୍ଦ୍ଧ୍ୱ ଓ ନିମ୍ନ ଅବୟବର ପ୍ରାନ୍ତ ଭାଗ (ପାଦ ଓ ହାତର ଆଙ୍ଗୁଳିମାନ) ପୁନଃ ପୁନଃ କ୍ଷତପ୍ରାପ୍ତ ହୋଇ କ୍ଷୟ ହୋଇଯାଏ । ଦୁର୍ବଳ ଲାଗେ ଓ ଦୃଷ୍ଟିଶକ୍ତି କମିଯାଏ । ବ୍ୟାକ୍ଟେରିଆ ସଂଖ୍ୟା ଅନୁଯାୟୀ କୁଷ୍ଠ ରୋଗର ପଶିବ୍ୟାସିଲାରି ଓ ମଲ୍ଟିବ୍ୟାସିଲାରି ନାମକ ମୁଖ୍ୟତଃ ଦୁଇ ପ୍ରକାର ଉପସ୍ଥାପନା ଦେଖାଯାଏ । ସ୍ୱଳ୍ପ ବର୍ଣ୍ଣକ (poor pigment) ଓ କାଲୁଆ ଚର୍ମ (numb skin) ଥିବା ଛଉ ଉପସ୍ଥିତି ଅନୁସାରେ ଏହି ଦୁଇ ପ୍ରକାର ରୋଗର ଭିନ୍ନତା ଜଣାଯାଏ । ପଶିବ୍ୟାସିଲାରିରେ ୫ ବା ୫ରୁ କମ ଓ ମଲ୍ଟିବ୍ୟାସିଲାରିରେ ୫ରୁ ଅଧିକ ଛଉ ଥାଏ । ଚର୍ମ ବାୟୋପ୍ସି ନେଇ ସେଥିରେ ଏସିଡ-ଫାଷ୍ଟ ବାସିଲାଇ ଉପସ୍ଥିତି ଦେଖି ବା ପଳିମରେଜ ଚେନ ରିଆକ୍ସନ (PCR)ଦ୍ୱାରା ଡି.ଏନ.ଏ.
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।