ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଜଗତର ନାଥ ଶ୍ରୀ ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରା ଓ ସୁଦର୍ଶନଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
କନଫୁସିଅସବାଦ, ଯାହାକୁ ରୁଇବାଦ ମଧ୍ୟ କୁହାଯାଏ, ପ୍ରାଚୀନ ଚୀନରୁ ଉତ୍ପନ୍ନ ଏକ ଦର୍ଶନ । ଏହାକୁ ଭିନ୍ନ ଭିନ୍ନ ଭାବେ ଏକ ପରମ୍ପରା, ଧର୍ମ, ମାନବବାଦୀ ବା ଯୁକ୍ତିସଙ୍ଗତ ଧର୍ମ, ରାଜ ଧର୍ମ ବା ଏକ ସରଳ ଜୀବନଶୈଳୀ ଭାବରେ ବର୍ଣ୍ଣନା କରାଯାଇଥାଏ। ଚୀନ "ଶତାଧିକ ଚିନ୍ତାଧାରା" ସମୟରେ(ଖ୍ରୀଷ୍ଟପୂର୍ବ ୫୫୧–୪୭୯) ଦାର୍ଶନିକ କନଫୁସିୟସଙ୍କ ଶିକ୍ଷାରୁ କନଫୁସିଅସବାଦ ବିକଶିତ ହୋଇଥିଲା ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ରଥ ପୁରୀରେ ରଥ ଯାତ୍ରା ସମୟରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ବିଗ୍ରହକୁ ଗୁଣ୍ଡିଚା ମନ୍ଦିରକୁ ନେବା ପାଇଁ ବ୍ୟବହୃତ କାଠତିଆରି ଯାନ । ତିନିଗୋଟି ରଥରେ ପୁଷ୍ୟାନକ୍ଷତ୍ରଯୁକ୍ତ ଆଷାଢ଼ ଶୁକ୍ଳ ଦ୍ୱିତୀୟା ଦିନ ବିଗ୍ରହମାନ ରଥରେ ଜଗନ୍ନାଥ ମନ୍ଦିରରୁ ଗୁଣ୍ଡିଚା ମନ୍ଦିରକୁ ବିଜେ କରି ସେଠାରେ ସପ୍ତାହକାଳ ଅବସ୍ଥାନ ପରେ ଦଶମୀ ଦିନ ବଡ଼ ଦେଉଳକୁ ବାହୁଡ଼ନ୍ତି । ଗୁଣ୍ଡିଚା ମନ୍ଦିରକୁ ଯିବା ଦିନକୁ ରଥଯାତ୍ରା ବା ଗୁଣ୍ଡିଚା ଫେରିବା ଦିନକୁ ବାହୁଡ଼ା ଯାତ୍ରା ବୋଲାଯାଏ ।
ଜଗନ୍ନାଥ ମନ୍ଦିର (ବଡ଼଼଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼଼଼ଦେଉଳ ଏବଂ ବଡ଼଼଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ବ୍ରତ ଶବ୍ଦ ସଂସ୍କୃତ ‘ବୃ’ ଧାତୁରୁ ନିଷ୍ପନ୍ନ । ଏହାର ଅର୍ଥ ବରଣ କରିବା, ପ୍ରାର୍ଥନା କରିବା । ସ୍ୱର୍ଗ ସୁଖ, ଧନାଦି କାମନାରେ ନିୟମିତ ବା ସଂପଳ୍ପିତ ଧର୍ମାନୁଷ୍ଠାନ ବା ଉପବାସାଦିକୁ ବ୍ରତ ବୋଲି ଅଭିଧାନମାନଙ୍କରେ ଉଲ୍ଲେଖ କରାଯାଇଛି । କାମନା ପୂରଣ ଉଦ୍ଦେଶ୍ୟରେ ଆଚରଣ ଏବଂ ଖାଦ୍ୟପେୟରେ ଶୁଦ୍ଧ ଏବଂ ସଂଯତ ରହି ନିର୍ଦ୍ଦିଷ୍ଟ ତିଥି, ବାର, ଯୋଗ, ସପ୍ତାହ, ମାସ ବା ସମୟରେ କୌଣସି ଦେବୀଙ୍କର ସନ୍ତୋଷ ବିଧାନ ବା ଆନୁକୂଲ୍ୟ ଲାଭ ପାଇଁ ସଂକଳ୍ପବଦ୍ଧ ହୋଇ ନିର୍ଦ୍ଧାରିତ ନିୟମ ଅନୁସାରେ ସମ୍ପାଦିତ ଏକ ପ୍ରକାରର ଧର୍ମକୃତ୍ୟକୁ ବ୍ରତ କୁହାଯାଏ । ବ୍ରତ ପାଳନରେ ନିରାହାର ରହିବା ଅପରିହାର୍ଯ୍ୟ ନୁହେଁ । କେତେକ ବ୍ରତରେ ଲଘୁ ଓ ଯଜ୍ଞ ଉପଯୋଗୀ ଖାଦ୍ୟ ଗ୍ରହଣର ବିଧି ଉଲ୍ଲେଖ ଅଛି । ବ୍ରତ ଗୁଡ଼ିକ ସାଧାରଣତଃ ସ୍ମୃତି ବା ଧର୍ମଶାସ୍ତ୍ର ଅନୁମୋଦିତ ପ୍ରଣାଳୀରେ ପାଳିତ ହୁଏ । ଏଥିରେ ସଂକଳ୍ପ, ଇଷ୍ଟପୂଜା ଓ କଥା ଶ୍ରବଣ ଅନିବାର୍ଯ୍ୟ ଅଙ୍ଗ ଭାବରେ ଥାଏ । ଏହା ପୁରୁଷ ଓ ସ୍ତ୍ରୀ ଉଭୟ ପାଳନ କରିପାରିବେ ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରାଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଅବନୀ ଚତୁର୍ବେଦୀ (ଜନ୍ମ ୨୭ ଅକ୍ଟୋବର ୧୯୯୩) ମଧ୍ୟପ୍ରଦେଶର ରେୱା ଜିଲ୍ଲାର ଜଣେ ଭାରତୀୟ ବିମାନଚାଳକ ଅଟନ୍ତି । ତାଙ୍କୁ ତାଙ୍କର ଦୁଇ ସହଯୋଗୀ ମୋହନ ସିଂ ଜିତରୱାଲ ଏବଂ ଭାବନା କାନ୍ତଙ୍କ ସହ ପ୍ରଥମ ମହିଳା ଯୁଦ୍ଧ ବିମାନଚାଳକ ଭାବରେ ଘୋଷଣା କରାଯାଇଥିଲା । ଜୁନ ୨୦୧୬ ମସିହାରେ ଏହି ତ୍ରି ଭାରତୀୟ ବାୟୁସେନା ଯୁଦ୍ଧ ବିମାନ ସେନାଦଳରେ ଅନ୍ତର୍ଭୁକ୍ତ କରାଯାଇଥିଲା । ଦେଶର ସେବା କରିବା ପାଇଁ ସେମାନଙ୍କୁ ୧୮ ଜୁନ ୨୦୧୬ ମସିହାରେ ତତ୍କାଳୀନ ପ୍ରତିରକ୍ଷା ମନ୍ତ୍ରୀ ମନୋହର ପାରିକର ଆନୁଷ୍ଠାନିକ ଭାବରେ ନିର୍ଦ୍ଦେଶ ଦେଇଥିଲେ ।
ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା, ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ । ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ । ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ । ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଚନ୍ଦନଯାତ୍ରା ଶ୍ରୀମନ୍ଦିରରେ ସବୁଠୁ ଅଧିକ ଦିନ ଧରି ପାଳିତ ହେଉଥିବା ଏକ ପର୍ବ । ଏହା ବୈଶାଖ ଶୁକ୍ଳ ତୃତୀୟା (ଅକ୍ଷୟ ତୃତୀୟା)ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ (ସ୍ନାନପୂର୍ଣ୍ଣିମାର ପୂର୍ବଦିନ) ପର୍ଯ୍ୟନ୍ତ ମୋଟ ୪୨ ଦିନ ଧରି ଅନୁଷ୍ଠିତ ହୋଇଥାଏ । ଏହା ଅକ୍ଷୟ ତୃତୀୟାଠାରୁ ଜ୍ୟେଷ୍ଠ କୃଷ୍ଣ ଅଷ୍ଟମୀ ପର୍ଯ୍ୟନ୍ତ ୨୧ଦିନ ନରେନ୍ଦ୍ର ପୁଷ୍କରଣୀରେ ବାହାର ଚନ୍ଦନଯାତ୍ରା ରୂପେ ଓ ପରବର୍ତ୍ତୀ ୨୧ଦିନ (ଜ୍ୟୈଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ) ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ଚନ୍ଦନ ରୂପେ ପାଳିତ ହୋଇଥାଏ ।
ଚାଟ୍ ଜିପିଟି ହେଉଛି ଓପନଏଆଇ ନାମକ କମ୍ପାନୀଦ୍ୱାରା ବିକଶିତ ଏକ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ଚାଟ୍ ବଟ । ନଭେମ୍ବର ୨୦୨୨ ରେ ଏହା ମୁକ୍ତିଲାଭ କରିଥିଲା । ଏହା ଓପନଏଆଇର ଜିପିଟି-୩.୫ ଏବଂ ଜିପିଟି-୪ ମୂଳ ଜିପିଟି ବୃହତ୍ ଭାଷା ମଡେଲ୍ (ଏଲ୍ଏଲ୍ଏମ୍: Large Language Model)ର ଶୀର୍ଷକରେ ନିର୍ମିତ ହୋଇଥିଲା । ଉଭୟ ସୁପରଭାଇଜଡ ଏବଂ ରିଏନ୍ଫୋର୍ସମେଣ୍ଟ ଶିକ୍ଷଣ କୌଶଳ ବ୍ୟବହାର କରି ବାର୍ତ୍ତାଳାପ ପ୍ରୟୋଗ ପାଇଁ ଏହା କରାଯାଇଥିଲା ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବିମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଶାନ୍ତନୁ ଆଚାର୍ଯ୍ୟ (ଜନ୍ମ: ୧୫ ମଇ ୧୯୩୩) ଜଣେ ଓଡ଼ିଆ ଗାଳ୍ପିକ, ଔପନ୍ୟାସିକ ଓ ଶିଶୁ ସାହିତ୍ୟିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ । ଶାନ୍ତନୁ ପ୍ରଥମେ ସମ୍ବଲପୁରର ଓରିଏଣ୍ଟ କାଗଜ କଳରେ କେମିଷ୍ଟ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହେବା ପରେ ୧୯୫୮ ମସିହା ଜାନୁଆରୀ ୩ତାରିଖରେ ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ, ପାରଳାଖେମୁଣ୍ଡିର ରସାୟନ ବିଭାଗରେ ଅଧ୍ୟାପକ ଭାବେ ଯୋଗ ଦେଇଥିଲେ । ତା'ଙ୍କ ସହ ସେହି ଦିନ ମହାପାତ୍ର ନୀଳମଣି ସାହୁ ମଧ୍ୟ ଓଡ଼ିଆ ବିଭାଗର ଅଧ୍ୟାପକ ଭାବେ ସେହି ମହାବିଦ୍ୟାଳୟରେ କାର୍ଯ୍ୟାରମ୍ଭ କରିଥିଲେ ।
ଓଡ଼ିଶା ସରକାର, ଓଡ଼ିଶା ଓ ଓଡ଼ିଶାର ଅନ୍ତର୍ଗତ ୩୦ଟି ଜିଲ୍ଲାର ଶାସନ କାର୍ଯ୍ୟ ପରିଚାଳନା କରନ୍ତି । ଭାରତର ଅନ୍ୟ ରାଜ୍ୟ ଗୁଡ଼ିକ ଭଳି ରାଜ୍ୟପାଳ ରାଜ୍ୟର ପ୍ରଶାସନିକ ମୁଖ୍ୟ ଅଟନ୍ତି ଓ ସେ କେନ୍ଦ୍ର ସରକାରଙ୍କ ପରାମର୍ଶରେ ଭାରତର ରାଷ୍ଟ୍ରପତିଙ୍କଦ୍ୱାରା ନିଯୁକ୍ତ ହୁଅନ୍ତି । ତାଙ୍କର ପଦବୀ ମୁଖ୍ୟତଃ ଆନୁଷ୍ଠାନିକ । ମୁଖ୍ୟମନ୍ତ୍ରୀ ହେଉଛନ୍ତି ସରକାରର ମୁଖ୍ୟ ଏବଂ ଅଧିକାଂଶ କାର୍ଯ୍ୟନିର୍ବାହୀ କ୍ଷମତା ତାଙ୍କ ଉପରେ ନ୍ୟସ୍ତ । ଭୁବନେଶ୍ୱର ହେଉଛି ଓଡ଼ିଶାର ରାଜଧାନୀ ଏବଂ ଏଥିରେ ବିଧାନ ସଭା (ବିଧାନ ସଭା) ଏବଂ ସଚିବାଳୟ ରହିଛନ୍ତି । କଟକଠାରେ ଓଡ଼ିଶାର ଉଚ୍ଚ ନ୍ୟାୟାଳୟ ଅବସ୍ଥିତ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ରତ୍ନାକର ଚଇନି( ୨୫ ଅଗଷ୍ଟ ୧୯୪୫ - ୧୮ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ନାଟ୍ୟକାର, ଗାଳ୍ପିକ ଓ ଔପନ୍ୟାସିକ ଓ ସମାଲୋଚକ ଥିଲେ । ଲେଖନୀ ଚାଳନା ସହ ଜଣେ ସାହିତ୍ୟ ସଂଗଠକ ଓ ଶିକ୍ଷାବିତ ଭାବେ ସେ ନିଜକୁ ପ୍ରତିଷ୍ଠିତ କରିଥିଲେ । ୨୦୧୦ ମସିହାରେ ସଂସ୍କାର ଭାରତୀ ଓ ଉତ୍କଳ ସାହିତ୍ୟ ସମାଜର ଅଧ୍ୟକ୍ଷ କାର୍ଯ୍ୟ ତୁଲାଇଥିଲେ । ତାଙ୍କର ଏଯାବତ ୧୧୧ ଖଣ୍ଡ ପୁସ୍ତକ ପ୍ରକାଶ ପାଇସାରିଛି ।
ଉପକ୍ରମ: ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣାଶୁଣା) । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ସମଗ୍ର ଭାରତବର୍ଷରେ ଦେବତାମାନଙ୍କ ନିମନ୍ତେ ଯେତେ ପ୍ରକାରର ରଥ ବ୍ୟବହାରରେ ଆସୁଛି, ତାହା ମଧ୍ୟରେ ଶ୍ରୀକ୍ଷେତ୍ରର ତିନି ରଥ ନିର୍ମାଣ ଶୈଳୀ ଅତୀବ ରହସ୍ୟମୟ । ବହୁ ପ୍ରାଚୀନ ସମୟରୁ ରଥତ୍ରୟର ନିର୍ମାଣ ପଦ୍ଧତି ଶିଳ୍ପଶାସ୍ତ୍ରାନୁମୋଦିତ । ପ୍ରତ୍ୟେକ ପର୍ଷ ପରମ୍ପରା ଅନୁଯାୟୀ ଶ୍ରୀନଅର ସମ୍ମୁଖସ୍ଥ ରଥ ଖଳାରେ ନୂତନ ଭାବେ ତୋନୋଟି ରଥର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥାଏ। ଏ ସମ୍ପର୍କିତ ବିଭିନ୍ନ କାର୍ଯ୍ୟ ରାଜ୍ୟ ତଥା ଜିଲ୍ଲା ପ୍ରଶାସନ, ବିଧି ବିଭାଗ, ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ ଓ ପୌର ପ୍ରଶାସନଦ୍ୱାରା ମିଳିତ ଭାବେ ସମ୍ପାଦିତ ହୋଇଥାଏ। ଶ୍ରୀମନ୍ଦିରର ତିନି ଠାକୁରଙ୍କ ପାଇଁ ତିନୋଟି ଭିନ୍ନ ଭିନ୍ନ ରଥର ବ୍ୟବସ୍ଥା ରହି ଆସିଛି । ସାମ୍ୟ ଓ ମୈତ୍ରୀର ପ୍ରତୀକ ଶ୍ରୀଜଗନ୍ନାଥ ମହାପ୍ରଭୁ ଯେଉଁ ରଥରେ ବିରାଜମାନ କରି ଶ୍ରୀଗୁଣ୍ଡିଚା ମନ୍ଦିରକୁ ନବ ଦିନ ଯାତ୍ରା କରନ୍ତି, ସେ ରଥର ନାମ ନନ୍ଦିଘୋଷ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଓଡ଼ିଶା ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ଉପକ୍ରମ: ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣାଶୁଣା) । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ଏହା ଶ୍ରୀମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରା ମଧ୍ୟରେ ପ୍ରଧାନ । ସମଗ୍ର ଭାରତବର୍ଷରେ ଦେବତାମାନଙ୍କ ନିମନ୍ତେ ଯେତେ ପ୍ରକାରର ରଥ ବ୍ୟବହାରରେ ଆସୁଛି, ତାହା ମଧ୍ୟରେ ଶ୍ରୀକ୍ଷେତ୍ରର ତିନି ରଥ ନିର୍ମାଣ ଶୈଳୀ ଅତୀବ ରହସ୍ୟମୟ । ବହୁ ପ୍ରାଚୀନ ସମୟରୁ ରଥତ୍ରୟର ନିର୍ମାଣ ପଦ୍ଧତି ଶିଳ୍ପଶାସ୍ତ୍ରାନୁମୋଦିତ । ପ୍ରତ୍ୟେକ ବର୍ଷ ପରମ୍ପରା ଅନୁଯାୟୀ ଶ୍ରୀନଅର ସମ୍ମୁଖସ୍ଥ ରଥ ଖଳାରେ ନୂତନ ଭାବେ ତୋନୋଟି ରଥର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥାଏ। ଏ ସମ୍ପର୍କିତ ବିଭିନ୍ନ କାର୍ଯ୍ୟ ରାଜ୍ୟ ତଥା ଜିଲ୍ଲା ପ୍ରଶାସନ, ବିଧି ବିଭାଗ, ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ ଓ ପୌର ପ୍ରଶାସନଦ୍ୱାରା ମିଳିତ ଭାବେ ସମ୍ପାଦିତ ହୋଇଥାଏ। ଶ୍ରୀମନ୍ଦିରର ତିନି ଠାକୁରଙ୍କ ପାଇଁ ତିନୋଟି ଭିନ୍ନ ଭିନ୍ନ ରଥର ବ୍ୟବସ୍ଥା ରହି ଆସିଛି । ସାମ୍ୟ ଓ ମୈତ୍ରୀର ପ୍ରତୀକ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବଡଭାଇ ଶ୍ରୀ ବଳଭଦ୍ର ଯେଉଁ ରଥରେ ବିରାଜମାନ କରି ଶ୍ରୀଗୁଣ୍ଡିଚା ମନ୍ଦିରକୁ ନବ ଦିନ ଯାତ୍ରା କରନ୍ତି, ସେ ରଥର ନାମ ତାଳଧ୍ୱଜ।
ତରଙ୍ଗ ଉତ୍ସ ଓ ଦେଖଣାହାରୀ ବା ଶ୍ରୋତା ମଧ୍ୟରେ ଆପେକ୍ଷିକ ଗତି ରହିଥିଲେ ତରଙ୍ଗର ଦୈର୍ଘ୍ୟ ବା ଆବୃତ୍ତିରେ ପରିବର୍ତ୍ତନ ଘଟି ଯେଉଁ ପ୍ରଭାବ ଅନୁଭୂତ ହୁଏ ତାହାକୁ ଡୋପ୍ଲର୍ ପ୍ରଭାବ (ଈଂରାଜୀରେ Doppler Effect) ବା ଡୋପ୍ଲର୍ ବିସ୍ଥାପନ (ଈଂରାଜୀରେ Doppler Shift) କୁହାଯାଏ । ଅଷ୍ଟ୍ରିଆ ଦେଶର ପଦାର୍ଥ ବିଜ୍ଞାନୀ ଖ୍ରୀଷ୍ଟିୟାନ୍ ଡୋପ୍ଲର୍ ୧୮୪୨ ମସିହାରେ ଏହି ପ୍ରଭାବ ବିଷୟରେ ପ୍ରଥମେ ବୈଜ୍ଞାନିକ ବର୍ଣ୍ଣନା ଦେଇଥିବାରୁ ଏହାର ଏପରି ନାମକରଣ ହୋଇଛି ।
ତେଲୁଗୁ, ଭାରତୀୟ ରାଜ୍ୟ ଆନ୍ଧ୍ରପ୍ରଦେଶ ଓ ତେଲେଙ୍ଗାନାର ବାସିନ୍ଦାମାନଙ୍କର ଏକ ଦ୍ରାବିଡ଼ ଭାଷା ଅଟେ, ଯେଉଁଠାରେ ଏହା ସରକାରୀ ଭାଷା ମଧ୍ୟ ଅଟେ । ପାଖାପାଖି ୯୬ ନିୟୁତ ଲୋକ (୨୦୨୨ ମସିହା ପର୍ଯ୍ୟନ୍ତ)ଙ୍କ ଦ୍ୱାରା କହୁଥିବା ତେଲୁଗୁ ଭାଷା ପରିବାରର ସର୍ବାଧିକ କଥିତ ସଦସ୍ୟ ଏବଂ ଭାରତୀୟ ଗଣତନ୍ତ୍ରର ୨୨ଟି ଅନୁସୂଚିତ ଭାଷା ମଧ୍ୟରୁ ଅନ୍ୟତମ । ହିନ୍ଦୀ ଓ ବଙ୍ଗଳା ବ୍ୟତୀତ ଏକାଧିକ ଭାରତୀୟ ରାଜ୍ୟରେ ପ୍ରାଥମିକ ସରକାରୀ ମାନ୍ୟତା ପାଇଥିବା ଅଳ୍ପ କେତେକ ଭାଷା ମଧ୍ୟରୁ ଏହା ଅନ୍ୟତମ । ତେଲୁଗୁ ଭାରତ ସରକାରଙ୍କ ଦ୍ୱାରା ଶାସ୍ତ୍ରୀୟ ଭାଷା ଭାବରେ ମନୋନୀତ ଛଅଟି ଭାଷା ମଧ୍ୟରୁ ଅନ୍ୟତମ । ଏହା ପୃଥିବୀର ୧୪ତମ ସର୍ବାଧିକ କଥିତ ମାତୃଭାଷା ଅଟେ । ଆଧୁନିକ ମାନକ ତେଲୁଗୁ ଉପକୂଳ ଆନ୍ଧ୍ରର କ୍ରିଷ୍ଣା-ଗୋଦାବରୀ ତ୍ରିକୋଣଭୂମୀ ଅଞ୍ଚଳର ଉପଭାଷା ଉପରେ ଆଧାରିତ ।ତେଲୁଗୁ ଭାଷା କର୍ଣ୍ଣାଟକ, ତାମିଲନାଡୁ, ମହାରାଷ୍ଟ୍ର, ଛତିଶଗଡ଼ ଏବଂ କେନ୍ଦ୍ର ଶାସିତ ଅଞ୍ଚଳ ପୁଡୁଚେରୀ ଏବଂ ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜରେ ମଧ୍ୟ କହାଯାଏ । ଯୁକ୍ତରାଷ୍ଟ୍ର ଆମେରିକା, ଅଷ୍ଟ୍ରେଲିଆ, ମାଲେସିଆ, ମରିସସ, ୟୁଏଇ, ସାଉଦି ଆରବ ଏବଂ ଅନ୍ୟାନ୍ୟ ଦେଶରେ ଥିବା ତେଲୁଗୁ ପ୍ରବାସୀ ମାନେ ମଧ୍ୟ ଏହି ଭାଷା କହୁଛନ୍ତି । ଯୁକ୍ତରାଷ୍ଟ୍ର ଆମେରିକାରେ ତେଲୁଗୁ ଭାଷା ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ଭାଷା ଅଟେ । ଏହା ଦକ୍ଷିଣ ଆଫ୍ରିକାର ଏକ ସଂରକ୍ଷିତ ଭାଷା ଏବଂ କ୍ୱାଜୁଲୁ-ନାଟାଲ ପ୍ରଦେଶର ବିଦ୍ୟାଳୟଗୁଡ଼ିକରେ ଏକ ବିକଳ୍ପ ତୃତୀୟ ଭାଷା ଭାବରେ ପ୍ରଦାନ କରାଯାଏ ।ମିଖାଇଲ୍ ଏସ୍ ଆଣ୍ଡ୍ରୋନୋଭଙ୍କ ଅନୁଯାୟୀ, ଖ୍ରୀଷ୍ଟପୂର୍ବ ୧୦ ବେଳକୁ ତେଲୁଗୁ ପ୍ରୋଟୋ-ଦ୍ରାବିଡ଼ ଭାଷାରୁ ଅଲଗା ହୋଇଥିଲା। ତେଲୁଗୁ ଶବ୍ଦ ଥିବା ପ୍ରାରମ୍ଭିକ ଶିଳାଲେଖ ଗୁଡ଼ିକ ଖ୍ରୀଷ୍ଟପୂର୍ବ ୪୦୦ ମସିହାରେ ଆନ୍ଧ୍ରପ୍ରଦେଶର ଭଟ୍ଟିପ୍ରୋଲୁଠାରେ ଅବସ୍ଥିତ । ସମ୍ରାଟ ଅଶୋକ (ଖ୍ରୀଷ୍ଟପୂର୍ବ ୨୫୭), ସାତବାହନ ଓ ବିଷ୍ଣୁକୁଣ୍ଡିନାସଙ୍କ ଶିଳାଲେଖରେ ମଧ୍ୟ ତେଲୁଗୁ ଶବ୍ଦ ଦେଖିବାକୁ ମିଳିଥିଲା । ପୁରୁଣା ତେଲୁଗୁ ଲିପିରେ ଥିବା ଶିଳାଲେଖ ଇଣ୍ଡୋନେସିଆ ଓ ମିଆଁମାର ଠାରୁ ବହୁ ଦୂରରେ ମିଳିଥିଲା । ତେଲୁଗୁ ଦକ୍ଷିଣ ଭାରତର ବିଭିନ୍ନ ରାଜବଂଶ ଯଥା କାକଟିଆ, ବିଜୟନଗର ସାମ୍ରାଜ୍ୟ, ପୂର୍ବ ଚାଲୁକ୍ୟ, ପୂର୍ବ ଗଙ୍ଗା, କୁତୁବ ସାହି, ମଦୁରାଇ ନାୟକ, ତଞ୍ଜାଭୁର ନାୟକମାନଙ୍କର ଅଦାଲତଭାଷା ଥିଲା । ତାମିଲନାଡୁର ତଞ୍ଜାଭୁର ମରାଠାଙ୍କ ଭଳି ଅଣ-ତେଲୁଗୁ ରାଜବଂଶ ମାନେ ମଧ୍ୟ ତେଲୁଗୁକୁ ନିଜ ମାତୃଭୂମି ବାହାରେ ଅମଲାତନ୍ତ୍ରର ଭାଷା ଭାବରେ ଆନୁଷ୍ଠାନିକ ଭାବରେ ବ୍ୟବହାର କରୁଥିଲେ ।ତେଲୁଗୁର ଏକ ହଜାର ବର୍ଷରୁ ଅଧିକ ସମୟର ଏକ ଅଖଣ୍ଡ, ବିଶାଳ ଏବଂ ବିବିଧ ସାହିତ୍ୟ ପରମ୍ପରା ରହିଛି । ପାବୁଲୁରି ମଲ୍ଲାନାଙ୍କ ସାର ସାଙ୍ଗରାହା ଗଣିତାମୁ (ଏକାଦଶ ଶତାବ୍ଦୀ) କୌଣସି ଦ୍ରାବିଡ଼ ଭାଷାରେ ଗଣିତ ଉପରେ ପ୍ରଥମ ବୈଜ୍ଞାନିକ ଗ୍ରନ୍ଥ ଅଟେ । ଅତ୍ୟନ୍ତ ସ୍ମୃତି ଶକ୍ତି ଏବଂ ସାହିତ୍ୟ ଓ ପ୍ରୋସୋଡି ବିଷୟରେ ଗଭୀର ଜ୍ଞାନର ଆବଶ୍ୟକତା ଥିବା ଏକ ସାହିତ୍ୟ ପରିବେଷଣ 'ଅବଧାନ' ପାଞ୍ଚ ଶତାବ୍ଦୀରୁ ଅଧିକ ସମୟ ଧରି ତେଲୁଗୁ କବିମାନଙ୍କ ମଧ୍ୟରେ ବିଶେଷ ଭାବରେ ଚାଷ କରାଯାଉଥିଲା । ତେଲୁଗୁ ଭାଷାରେ ପ୍ରାୟ ୧୦,୦୦୦ ପ୍ରାକ୍-ଉପନିବେଶିକ ଶିଳାଲେଖ ରହିଛି ।ପ୍ରାକ୍ ଔପନିବେଶିକ ଯୁଗରେ ତେଲୁଗୁ ସମଗ୍ର ଦକ୍ଷିଣ ଭାରତରେ ଉଚ୍ଚ ସଂସ୍କୃତିର ଭାଷା ପାଲଟିଥିଲା । ବିଜୟା ରାମାସ୍ୱାମୀ ଏହାକୁ ପ୍ରାୟ ସମାନ ଯୁଗରେ ଆଧୁନିକ ୟୁରୋପର ସାଂସ୍କୃତିକ ଭାଷା ଭାବରେ ଫ୍ରାନ୍ସର ଅତ୍ୟଧିକ ଆଧିପତ୍ୟ ସହିତ ତୁଳନା କରିଥିଲେ । ଭାରତୀୟ ଶାସ୍ତ୍ରୀୟ ସଙ୍ଗୀତର ଦୁଇଟି ମୁଖ୍ୟ ଉପଧାରା ମଧ୍ୟରୁ ଗୋଟିଏ କର୍ଣ୍ଣାଟକ ସଙ୍ଗୀତର ବିକାଶରେ ତେଲୁଗୁ ପ୍ରାଧାନ୍ୟ ଲାଭ କରିଥାଏ ଏବଂ କର୍ଣ୍ଣାଟକ ପରମ୍ପରା ଉପରେ ଧ୍ୟାନ ଦେଇ ସଙ୍ଗୀତ ମହାବିଦ୍ୟାଳୟରେ ବ୍ୟାପକ ଭାବରେ ଶିକ୍ଷା ଦିଆଯାଏ । ଶତାବ୍ଦୀ ଧରି ବିଭିନ୍ନ ଅଣ-ତେଲୁଗୁ ଲୋକ ମାନେ ତେଲୁଗୁ ଭାଷଣର ପ୍ରାକୃତିକ ସଙ୍ଗୀତତା ଉପରେ ମନ୍ତବ୍ୟ ଦେଇ ଏହାକୁ ଏକ ମଧୁର ଏବଂ ଆକର୍ଷଣୀୟ ଭାଷା ଭାବରେ ଉଲ୍ଲେଖ କରିଛନ୍ତି ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଦ୍ରୌପଦୀ ମୁର୍ମୁ (ଜନ୍ମ: ୨୦ ଜୁନ ୧୯୫୮) ଜଣେ ଭାରତୀୟ ରାଜନୀତିଜ୍ଞା ଓ ଭାରତର ୧୫ତମ ତଥା ବର୍ତ୍ତମାନର ରାଷ୍ଟ୍ରପତି । ଭାରତର ରାଷ୍ଟ୍ରପତି ହେବାରେ ସେ ପ୍ରଥମ ଆଦିବାସୀ । ସେ ଭାରତୀୟ ଜନତା ପାର୍ଟିର ଦଳୀୟ ପ୍ରାର୍ଥୀ ଭାବେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରୁ ଦୁଇଥର (୨୦୦୦ ଏବଂ ୨୦୦୪ରେ) ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ଝାଡ଼ଖଣ୍ଡର ରାଜ୍ୟପାଳ (୨୦୧୫-୨୦୨୧) ଭାବରେ କାର୍ଯ୍ୟ କରିଥିଲେ । ବିଜୁ ଜନତା ଦଳ ଏବଂ ଭାରତୀୟ ଜନତା ପାର୍ଟିର ସଂଯୁକ୍ତ ଶାସନ ବେଳେ ସେ ବାଣିଜ୍ୟ ଏବଂ ଗମନାଗମନ ବିଭାଗର ସ୍ୱାଧୀନ ମନ୍ତ୍ରୀ ଭାବେ ୨୦୦୦ ମାର୍ଚ୍ଚ ୬ରୁ ୨୦୦୨ ଅଗଷ୍ଟ ୬ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ ଏବଂ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗରେ ମନ୍ତ୍ରୀ ଭାବେ ୨୦୦୨ ଅଗଷ୍ଟ ୬ରୁ ୨୦୦୪ ମଇ ୧୬ ପର୍ଯ୍ୟନ୍ତ କାର୍ଯ୍ୟକରିଥିଲେ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହା ଜୁଲାଇ ୭ ତାରିଖରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହୋଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.
ସାବିତ୍ରିବାଇ ଜ୍ୟୋତି ରାଓ ଫୁଲେ (୩ ଜାନୁୟାରୀ ୧୮୩୧ - ୧୦ ମାର୍ଚ୍ଚ ୧୮୯୭) ଜଣେ ଭାରତୀୟ ଶିକ୍ଷିକା, ସମାଜ ସୁଧାରିକା ଏବଂ କବୟତ୍ରୀ ଥିଲେ। ବ୍ରିଟିଶ ଶାସନ ସମୟରେ ସେ ତାଙ୍କ ସ୍ୱାମୀ ଜ୍ୟୋତିରାଓ ଗୋବିନ୍ଦରାଓ ଫୁଲେଙ୍କ ସହିତ ମିଶି ନାରୀମାନଙ୍କ ଅଧିକାର ଏବଂ ଶିକ୍ଷା ପାଇଁ କାର୍ଯ୍ୟ କରିଥିଲେ । ସାବିତ୍ରୀବାଇ ଭରତର ପ୍ରଥମ ବାଳିକା ବିଦ୍ୟାଳୟରେ ପ୍ରଥମ ମହିଳା ଶିକ୍ଷୟିତ୍ରୀ ଥିଲେ । ତାଙ୍କୁ ଲୋକେ ଆଧୁନିକ ମରାଠୀ କାବ୍ୟର ଅଗ୍ରଦୂତ ଭାବେ ମାନନ୍ତି ।
ସଂସାରରେ ଅନେକ ପ୍ରକାରର ବନସ୍ପତି ରହିଛି । ସେ ସବୁକୁ ମୁଖ୍ୟତଃ ତିନି ଭାଗରେ ବିଭକ୍ତ କରାଯାଇପାରେ । ପ୍ରଥମ ପ୍ରକାର ବନସ୍ପତି ଜାଳେଣି, ସାର ବା କେତେକ ଉପକରଣ ତିଆରି କାମରେ ଲାଗେ, ଦ୍ୱିତୀୟ ପ୍ରକାର ବନସ୍ପତି ମଣିଷ ଓ ଇତର ପ୍ରାଣୀମାନଙ୍କର ଖାଦ୍ୟ ହୋଇଥାଏ ଓ ଆଉ କିଛି ଗଛଲତା ବିଭିନ୍ନ ପ୍ରକାର ରୋଗର ନିରାମୟ ଓ ନିରାକରଣରେ ବ୍ୟବହୃତ ହୋଇଥାଏ । ତେବେ ଏମିତି ଅନେକ ବନସ୍ପତି ରହିଛି ଯାହାର ଏକାଧିକ ଉପଯୋଗ ରହିଥାଏ । ନିମ୍ନସ୍ଥ ତାଲିକାରେ ଥିବା ଗଛଲତା ଗୁଡିକର ଅଂଶବିଶେଷକୁ ଔଷଧ ଭାବେ ଉପଯୋଗ କରାଯାଇଥାଏ ।
ଓଡ଼ିଶା ଭାରତର ପୂର୍ବ ଉପକୂଳରେ ଅବସ୍ଥିତ ଏକ ପ୍ରଶାସନିକ ରାଜ୍ୟ । ଏହାର ଦକ୍ଷିଣରେ ଆନ୍ଧ୍ର ପ୍ରଦେଶ, ପଶ୍ଚିମରେ ଛତିଶଗଡ଼, ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ଏବଂ ପୂର୍ବରେ ବଙ୍ଗୋପ ସାଗର ରହିଛି । ରାଜ୍ୟର ପଶ୍ଚିମ ଓ ଉତ୍ତରାଂଶ ଛୋଟନାଗପୁର ମାଳଭୂମିର ଅଂଶବିଶେଷ । ଉପକୂଳବର୍ତ୍ତୀ ଅଞ୍ଚଳ ଏବଂ ମହାନଦୀ, ବ୍ରାହ୍ମଣୀଓ ବୈତରଣୀ ନଦୀ ପ୍ରଭୃତିର ମୁହାଣରେ ଉର୍ବର ପଟୁମୃତ୍ତିକା ଯୁକ୍ତ ସମତଳ ଭୂମି ଦେଖାଯାଏ । ଏହି ସମତଳ ଭୂମିରେ ମୂଖ୍ୟତଃ ଧାନଚାଷ କରାଯାଏ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧ - ୨୩ ଅଗଷ୍ଟ ୧୯୩୮) ଜଣେ ଓଡ଼ିଆ କବି ଥିଲେ । ତାଙ୍କର ଜନ୍ମ ବସ୍ତର ଦେଶୀୟ ରାଜ୍ୟରେ ହୋଇଥିଲା । ବସ୍ତର ଓଡ଼ିଆଭାଷୀ ଅଞ୍ଚଳ । ହେଲେ ତାହା ଓଡ଼ିଶାରେ ନାହିଁ । ତାଙ୍କ ପିତା ଦାନିଏଲ୍ ସାବତ ଜଣେ ଡାକ୍ତର ହିସାବରେ ବ୍ରହ୍ମଦେଶରେ ରହୁଥିଲେ । ଏକାଧାରରେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । କୁନ୍ତଳା ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଯତୀନ୍ଦ୍ର କୁମାର ନାୟକ(ଜନ୍ମ : ୧୮ ନଭେମ୍ବର ୧୯୫୬) ଜଣେ ଓଡ଼ିଆ ଅନୁବାଦକ, ସମ୍ପାଦକ ଏବଂ ଶିକ୍ଷାବିତ ଅଟନ୍ତି । ଓଡ଼ିଶାର ବହୁ ବିଶିଷ୍ଟ ସାହିତ୍ୟିକମାନଙ୍କର କୃତିକୁ ଯତୀନ୍ଦ୍ର ଇଂରାଜୀରେ ଅନୁବାଦ କରିଛନ୍ତି ।ଯତୀନ୍ଦ୍ର ୧୯୫୬ମସିହାରେ ପିପିଲି ନିକଟସ୍ଥ ଗୋବିନ୍ଦପୁରଠାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ କାଶୀନାଥ ନାୟକ ଓ ମାତାଙ୍କ ନାମ ଲବଙ୍ଗଲତା ଥିଲା । ପିତା କାଶୀନାଥ ନାୟକ ପିଲାମାନଙ୍କ ପାଇଁ ପାଠ୍ୟପୁସ୍ତକ ଲେଖୁଥିଲେ । ଯତୀନ୍ଦ୍ର ଉତ୍କଳ ବିଶ୍ୱବିଦ୍ୟାଳୟରେ ଇଂରାଜୀ ଅଧ୍ୟାପକଭାବରେ କାର୍ଯ୍ୟ କରିଛନ୍ତି । ଭୁବନେଶ୍ୱରରେ ଥିବା ସେଣ୍ଟର ଫର ଏସିଆନ ଷ୍ଟଡ଼ିଜଦ୍ୱାରା ପ୍ରକାଶ ପାଉଥିବା ଷାଣ୍ମାସିକ ପତ୍ରିକା ମାର୍ଗ ଏସିଆର ସେ ମୁଖ୍ୟ ସମ୍ପାଦକ ଭାବରେ ମଧ୍ୟ କାର୍ଯ୍ୟରତ ।
ଗୋପାଳ ଚନ୍ଦ୍ର ପ୍ରହରାଜ (୨୭ ସେପ୍ଟେମ୍ବର ୧୮୭୪-୧୬ ମଇ ୧୯୪୫) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଭାଷାବିଦ୍, ଲେଖକ, ବିଶ୍ୱକୋଷକାର ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ହୋଇଥିଲା । ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ଏକ ଯାନବାହାନ ପଞ୍ଜୀକରଣ ଫଳକ, ଏକ ଧାତୁ କିମ୍ବା ପ୍ଲାଷ୍ଟିକ୍ ଫଳକ ଯାହା ସରକାରୀ ପରିଚୟ ଉଦ୍ଦେଶ୍ୟରେ ମୋଟର ଯାନ କିମ୍ବା ଟ୍ରେଲର ସହିତ ସଂଯୁକ୍ତ ହୋଇଥାଏ । କାର୍, ଟ୍ରକ୍ ଏବଂ ମୋଟରସାଇକେଲ ଭଳି ସଡ଼କ ଯାନ ପାଇଁ ସବୁ ଦେଶରେ ପଞ୍ଜୀକରଣ ଫଳକ ଆବଶ୍ୟକ। ସାଇକେଲ, ଡଙ୍ଗା କିମ୍ବା ଟ୍ରାକ୍ଟର ଭଳି ଅନ୍ୟାନ୍ୟ ଯାନ ପାଇଁ ଏହା ଆବଶ୍ୟକ କି ନାହିଁ, ତାହା ମାନବିକ ଅଧିକାର ଅନୁଯାୟୀ ଭିନ୍ନ ଭିନ୍ନ ହୋଇପାରେ । ପଞ୍ଜୀକରଣ ଚିହ୍ନଟକ ହେଉଛି ଏକ ସଂଖ୍ୟାଗତ କିମ୍ବା ଆଲଫାନ୍ୟୁମେରିକ୍ (Alphanumeric) ଆଇଡି ଯାହା ପ୍ରଦାନକାରୀ ଅଞ୍ଚଳର ଗାଡ଼ି ରେଜିଷ୍ଟର ମଧ୍ୟରେ ଗାଡ଼ି କିମ୍ବା ଗାଡ଼ି ମାଲିକଙ୍କୁ ସ୍ୱତନ୍ତ୍ର ଭାବରେ ଚିହ୍ନଟ କରିଥାଏ । କେତେକ ଦେଶରେ ପରିଚୟକାରୀ ସମଗ୍ର ଦେଶରେ ଅନନ୍ୟ ହୋଇଥିବା ବେଳେ ଆଉ କେତେକ ଦେଶରେ ଏହା ଏକ ରାଜ୍ୟ କିମ୍ବା ପ୍ରଦେଶ ମଧ୍ୟରେ ଅନନ୍ୟ ଅଟେ । ପରିଚୟପତ୍ର କୌଣସି ଗାଡ଼ି କିମ୍ବା କୌଣସି ବ୍ୟକ୍ତି ସହିତ ଜଡ଼ିତ ଅଛି କି ନାହିଁ ତାହା ମଧ୍ୟ ଏଜେନ୍ସି ଦ୍ୱାରା ଭିନ୍ନ ହୋଇଥାଏ । ଏଥିରେ ଇଲେକ୍ଟ୍ରୋନିକ୍ ଲାଇସେନ୍ସ ଫଳକ ମଧ୍ୟ ରହିଛି।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.