ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ସଲଫାସାଲାଜିନ (ଇଂରାଜୀ ଭାଷାରେ Sulfasalazine ବା SSZ, ବିକ୍ରୟ ନାମ ଆଜୁଲଫିଡିନ/Azulfidine) ଏକ ଔଷଧ ଯାହା ରିଉମାଟଏଡ ଆର୍ଥ୍ରାଇଟିସ, ଅଲସରେଟିଭ କୋଲାଇଟିସ ଓ କ୍ରନ୍ ରୋଗ ଆଦି ରୋଗମାନଙ୍କର ଚିକିତ୍ସାରେ ବ୍ୟବହୃତ ହୁଏ । ରିଉମାଟଏଡ ଆର୍ଥ୍ରାଇଟିସ ରୋଗରେ ଏହାକୁ ପ୍ରଥମ ଧାଡ଼ିର ଔଷଧ ରୂପେ ବିବେଚନା କରାଯାଏ । ଏହାକୁ ପାଟିରେ ଦିଆଯାଏ ।ସଲଫାସାଲାଜିନ ଚିକିତ୍ସାରେ ପ୍ରାୟ ୨୫% ଲୋକଙ୍କର ଉଲ୍ଲେଖନୀୟ ପାର୍ଶ୍ୱ ପ୍ରତିକ୍ରିୟା ହୁଏ । ସାଧାରଣତଃ ଅରୁଚି, ଅଇ, ମୁଣ୍ଡବଥା ଓ ରାସ ଆଦି ଲକ୍ଷଣ ଦେଖାଯାଏ । ସାଂଘାତିକ ପାର୍ଶ୍ୱ ପ୍ରତିକ୍ରିୟା ହେଲେ ଅସ୍ଥିମଜ୍ଜା ଦମନ (bone marrow suppression), ଯକୃତ ସମସ୍ୟା (liver problems) ଓ ବୃକ୍କ ସମସ୍ୟା (bone marrow suppression) ହୋଇପାରେ । ଆସ୍ପିରିନ (aspirin) ଓ ସଲଫୋନାମାଇଡ (sulfonamide) ଔଷଧ ପ୍ରତି ଆଲର୍ଜି ଥିଲେ ଏହା ଦିଆଯାଏନାହିଁ । ଗର୍ଭାବସ୍ଥାରେ ଏହା ଶିଶୁ ପ୍ରତି ନିରାପଦ ଥାଏ । ସଲଫାସାଲାଜିନ ଏକ ଡିଏମଏଆରଡି (disease-modifying antirheumatic drugs) ଶ୍ରେଣୀର ଔଷଧ । ଏହାର ସଠିକ କାର୍ଯ୍ୟବିଧି ଅଜଣା ଅଛି, ଏହା ସଲଫାପାଇରିଡିନ (sulfapyridine) ଓ ୫-ଆମିନୋସାଲିସିଲିକ ଏସିଡ (5-aminosalicylic acid)- ଏହି ଦୁଇ ଭାଗରେ ବିଭାକ୍ତ ହୋଇଯାଏ ।ଯୁକ୍ତରାଷ୍ଟ୍ର ଆମେରିକାରେ ସନ ୧୯୫୦ରେ ସଲଫାସାଲାଜିନ ଡାକ୍ତରୀ ବ୍ୟବହାର ନିମନ୍ତେ ସ୍ୱୀକୃତ ହେଲା । ଏହାର ନାମ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଅତ୍ୟାବଶ୍ୟକୀୟ ଔଷଧ ଚିଠାରେ (World Health Organization's List of Essential Medicines) ଅଛି ଯାହା ମୌଳିକ ସ୍ୱାସ୍ଥ୍ୟ ସିସ୍ଟମ (health system) ନିମନ୍ତେ ଅତି ମହତ୍ତ୍ୱପୂର୍ଣ୍ଣ । ଏହା ଜେନେରିକ ନାମରେ (generic medication) ବିକ୍ରୟ ହୁଏ । ବିକାଶଶୀଳ ଦେଶମାନଙ୍କରେ (developing world) ଏହି ଔଷଧର ଏକ ମାସର ଡୋଜର ହୋଲସେଲ ମୂଲ୍ୟ ଆମେରିକୀୟ ଡଲାର । ଯୁକ୍ତରାଷ୍ଟ୍ର ଆମେରିକାରେ ଏହାର ଏକ ମାସ ଡୋଜର ମୂଲ୍ୟ ୨୫ରୁ ୫୦ ଆମେରିକୀୟ ଡଲାର ।
ବରାବର ଗୁମ୍ଫାଗୁଡ଼ିକ ଭାରତର ସର୍ବପ୍ରଚୀନ ପ୍ରସ୍ତର ଖୋଦିତ ଗୁମ୍ଫା ସମୂହ । ,ଖ୍ରୀଷ୍ଟପୂର୍ବ 322-185 ମସିହାରେ ମୌର୍ଯ୍ୟ ସମ୍ଭ୍ରାର୍ଜ୍ୟ ସମୟରେ , ଓ କିଛି ଅଶୋକଙ୍କ ଲିପି ସହିତ ଥିବା ଏହି ଗୁମ୍ଫା ସମୂହ ବିହାରର ଜହାନାବାଦ ଜିଲ୍ଲାର ଗୟାରୁ ମଖଡୁମପୁର ବ୍ଲକ ଅଞ୍ଚଳରେ ରହିଛି । ଏହି ଗୁମ୍ଫାଗୁଡ଼ିକ ବରାବର ( 4ଟି ଗୁମ୍ଫା ) ଓ ନାଗାର୍ଜୁନୀ (3ଟି ଗୁମ୍ଫା ରେ) ପାହାଡରେ ରହିଛି । 1.6 କିଲୋମିଟର ଦୂରରେ ଥିବା ନାଗାର୍ଜୁନୀର ଗୁମ୍ଫାକୁ ନାଗାର୍ଜୁନୀ ଗୁମ୍ଫା ମଧ୍ୟ କୁହାଯାଇଥାଏ । ଏହି ପ୍ରସ୍ତରରେ ଖୋଦନ କରାଯାଇ ନିର୍ମାଣ କରାଯାଇଥିବା ଗୃହ ଗୁଡିକୁ ଖ୍ରୀଷ୍ଟ ପୂର୍ବ 3 ଶ ମଶାର ବୋଲି ଆକଳନ କରାଯାଇଛି । ସମ୍ରାଟ ଅଶୋକ ଓ ତାଙ୍କ ପୁତ୍ର ଦଶରଥ ମୌର୍ଯ୍ୟଙ୍କ ସମୟରେ ନିଜେ ବୌଦ୍ଧ ଧର୍ମର ହେଇଥିଲେ ମଧ୍ୟ ଜୈନ ସଂପ୍ରଦାଯର ଏହି ସବୁ ଗୁମ୍ଫାକୁ ଉନ୍ନତି କରିବାକୁ ଦେଇଥିଲେ । ଏହାଦ୍ୱାରା ସେତେବେଳେ ଅନନ୍ୟ ଧର୍ମ ପ୍ରତି ସମ୍ମାନ ଥିବା କଥା ପ୍ରମାଣିତ ହୁଏ । ବୌଦ୍ଧହ ଧର୍ମର ସଂସ୍ଥାପକ ଗୌତମ ବୁଦ୍ଧଙ୍କ ସମସାମୟିକ ମକ୍ଷଲୀ ଗୋଶାଳାଙ୍କଦ୍ୱାରା ପ୍ରତିଷ୍ଠିତ ଅଜିଭିକା ସଂପ୍ରଦାୟ , ଯିଏ 24 ତମ ତିରଥଙ୍କର ଜୈନ ଥିଲେ , ତାଙ୍କଦ୍ୱାରା ବୁଯାବହୃତ ହଉଥିଲା ।ସେହି ସ୍ଥଳରେ ଅନେକ ବୌଦ୍ଧ ଓ ହିନ୍ଦୁ ପ୍ରସ୍ତର ସ୍ଥାପତ୍ୟ ମଧ୍ୟ ଦୃଷ୍ଟିଗୋଚର ହେଇଥାଏ । ଏହି ଗୁମ୍ଫା ମାନଙ୍କରେ ସାଧାରଣତଃ 2ଟି ଲେଖା ଚେମ୍ବର ଥାଏ । ସେ ସବୁ ଗ୍ରାନାଇଟରୁ ଖଦାନ ହେଇ ଚିକ୍କଣ କରି ପାଳିଶ କରାଯାଇଥାଏ ଓ ସେଠାରେ ଧ୍ୱନିର ପ୍ରତିଫଳନ ଖୁବ ଚମତ୍କାର ଭାବେ ହେଇଥାଏ । ପ୍ରଥମ ଚେମ୍ବର ପୁଆସନା ନିମନ୍ତେ ବଡ ଆକାରର ହଲ ପରି ଓ ଦ୍ୱିତୀୟ ଚେମ୍ବର ସାନ ତଥା ବୃତ୍ତାକାର ରହି ଛତ ସ୍ତୂପ ଆକାରରେ ଥାଏ ।ସେଗୁଡିକ ଖାଲି ଥିବାର ଦେଖା ଯାଏ । ଏହି ଗୁମ୍ଫା ବିଷୟରେ ଇ .ଏମ .
ଛାୟାପଥ (English: Galaxy), ମହାକର୍ଷଣ ଶକ୍ତିଦ୍ୱାରା ବନ୍ଧିତ ଅସଂଖ୍ୟ ତାରାପୁଞ୍ଜ, ତାରାଗୁଡ଼ିକର ଅବଶେଷ, ଅନ୍ତଷ୍ଟିଲାର ବାୟୁ (Interstellar gas), ଧୂଳି, ଅନ୍ଧାରୁଆ ପଦାର୍ଥ (Dark matter) ଗୁଡ଼ିକର ଏକ ସମୂହ ଅଟେ । ଆମେ ଅବସ୍ଥାନ କରୁଥିବା ଛାୟାପଥ, ଆକାଶଗଙ୍ଗା ସ୍ୱଚ୍ଛ ଓ ଅନ୍ଧାର ରାତିରେ ଆକାଶ ମଝିରେ ଗତିକରୁଥିବା ଅର୍ଦ୍ଧଚକ୍ର ରୂପେ ଏବଂ ଝିଲମିଲ କମରବନ୍ଧ ବା ବେଲ୍ଟ ସମାନ ଦେଖାଯାଇଥାଏ । ଏହି ବେଲ୍ଟ ଏକ ପୂର୍ଣ୍ଣଚକ୍ରର ଅଙ୍ଗ ଅଟେ, ଯାହାର ଦିଗବଳୟ ତଳ ଭାଗ ଦେଖାଯାଏ ନାହିଁ । ଭାରତରେ ଏହି ଛାୟାପଥକୁ ମନ୍ଦାକିନୀ, ସ୍ୱର୍ଣ୍ଣଗଙ୍ଗା, ସ୍ୱର୍ନଦୀ, ସୁରନଦୀ, ଆକାଶନଦୀ, ଦେବନଦୀ, ନାଗବୀଥୀ, ହରିତାଳୀ ଇତ୍ୟାଦି ମଧ୍ୟ କୁହାଯାଏ । ବ୍ରହ୍ମାଣ୍ଡର ଗୁରୁତ୍ୱାକର୍ଷଣ ବିରୋଧରେ, ଆକାଶଗଙ୍ଗା ସୌରଜଗତ ଏବଂ ଅନ୍ୟମାନଙ୍କୁ ଏକାସଙ୍ଗେ ରଖିଥାଏ ।ପୃଥିବୀ ଓ ସୂର୍ଯ୍ୟ ଯେପରି ଛାୟାପଥରେ ଅବସ୍ଥିତ ଅଛନ୍ତି, ରାତିରେ ଆମ୍ଭେମାନେ ଖାଲି ଆଖିରେ ସେହି ଛାୟାପଥର ତାରାମାନଙ୍କୁ ଦେଖିପାରୁ । ଏବେ ପର୍ଯ୍ୟନ୍ତ ବ୍ରହ୍ମାଣ୍ଡର ଯେତିକି ଭାଗ ଜଣା ପଡ଼ିଛି ସେଥିମଧ୍ୟରୁ ପାଖାପାଖି ଏହିପରି ୧୯ ଆରବ ଛାୟାପଥ ରହିବାର ଅନୁମାନ ରହିଛି । ବ୍ରହ୍ମାଣ୍ଡର ବିସ୍ଫୋଟ ସିଦ୍ଧାନ୍ତ (ବିଗ ବଙ୍ଗ ଥିୟୋରୀ ଅଫ ୟୁନିଭର୍ସ) ଅନୁସାରେ ସମସ୍ତ ଛାୟାପଥ ନିଜ ନିଜଠାରୁ ତିବ୍ର ଭାବେ ଦୂରକୁ ନିଜ ସ୍ଥାନ ବଦଳାଇ ଦେଉଛି । ବ୍ରହ୍ମାଣ୍ଡରେ ଶହେ ଆରବ ଛାୟାପଥର ଅସ୍ତିତ୍ତ୍ୱ ରହିଛି , ଯାହା ବଡ଼ମାତ୍ରାରେ ତାରା, ଗ୍ୟାସ ଓ ଖଗୋଳୀୟ ଧୂଳିକୁ ସାଉଣ୍ଟି ରଖିଛି । ଛାୟାପଥଗୁଡ଼ିକ ନିଜ ଜୀବନ ଲକ୍ଷ ଲକ୍ଷ ବର୍ଷ ପୂର୍ବେ ପ୍ରାରମ୍ଭ କରିଥିଲେ ଏବଂ ଧିରେ ଧିରେ ନିଜର ବର୍ତ୍ତମାନ ସ୍ୱରୂପକୁ ପ୍ରାପ୍ତ କରିଥିଲା । ପ୍ରତ୍ୟେକ ଛାୟାପଥ ତାରା ମାନଙ୍କୁ ସାଉଣ୍ଟି ରଖିଛି । ଏହା ମୁଖ୍ୟତଃ ଗୁରୁତ୍ୱାକର୍ଷଣ ତାରାମାନଙ୍କୁ ଏକା ସହିତ ବାନ୍ଧି ରଖିଥାଏ ଏବଂ ଏହିପ୍ରକାରେ ସେମାନଙ୍କ ଛାୟାପଥ ଏକାସହିତ ମିଶି ତାରା ଗୁଚ୍ଛରେ ରହିଥାଏ । ପ୍ରାରମ୍ଭରେ ଖାଗୋଳିୟ ଶାସ୍ତ୍ରୀମାନଙ୍କ ଧାରଣା ଥିଲା ଯେ, ବ୍ରହ୍ମାଣ୍ଡରେ ନୂତନ ଛାୟାପଥର ଜନ୍ମ ସମ୍ଭବତଃ ପୁରୂଣା ଛାୟାପଥର ବିସ୍ଫୋଟର ଫଳସ୍ୱରୂପ ହୋଇଥାଏ । କିନ୍ତୁ ୟାର୍କ ବିଶ୍ୱବିଦ୍ୟାଳୟର ଖାଗୋଳିୟ ଶାସ୍ତ୍ରୀ- ଡଃ॰ସୀ.ଆର.
ସାଧାରଣ ଆପେକ୍ଷିକ ତତ୍ତ୍ୱ (ଇଂରାଜୀରେ General Theory of Relativity), ମାଧ୍ୟାକର୍ଷଣ/ମହାକର୍ଷଣର ପ୍ରଭାବ ଉପରେ ପର୍ଯ୍ୟବସିତ ଏକ ଜ୍ୟାମିତିକ ତତ୍ତ୍ୱ । ଏହାକୁ ପ୍ରସିଦ୍ଧ ଭୌତିକ ବିଜ୍ଞାନୀ ଆଲବର୍ଟ୍ ଆଇନଷ୍ଟାଇନ ୧୯୧୫ ମସିହାରେ ସର୍ବ ପ୍ରଥମେ ପ୍ରକାଶ କରିଥିଲେ । ଭୌତିକ ବିଜ୍ଞାନୀମାନଙ୍କ ପାଇଁ ଏହି ତତ୍ତ୍ୱ ମାଧ୍ୟାକର୍ଷଣ/ମହାକର୍ଷଣର ଏକ ଆଧୁନିକ ଉପସ୍ଥାପନା । ଏହି ତତ୍ତ୍ୱ ଆଇନଷ୍ଟାଇନଙ୍କଦ୍ୱାରା ପୂର୍ବରୁ ପ୍ରକାଶିତ ବିଶେଷ ଆପେକ୍ଷିକ ତତ୍ତ୍ୱ ଏବଂ ପ୍ରଖ୍ୟାତ ବ୍ରିଟିଶ୍ ବୈଜ୍ଞାନିକ ସାର୍ ଆଇଜାକ୍ ନିଉଟନଙ୍କଦ୍ୱାରା ଆବିଷ୍କୃତ ମାଧ୍ୟାକର୍ଷଣ/ମହାକର୍ଷଣ ନିୟମକୁ ଏକସୂତ୍ରରେ ସଂଯୋଗ କରୁଥିବାରୁ ଭୌତିକ ବିଜ୍ଞାନର ଏକ ଅତି ବଳିଷ୍ଠ ତତ୍ତ୍ୱ । ଏହି ତତ୍ତ୍ୱ ଅନୁସାରେ ମାଧ୍ୟାକର୍ଷଣ ଏକ ଶକ୍ତି ନୁହେଁ, ବରଂ ଜାଗତିକ ମହାବସ୍ତୁମାନେ ଅବସ୍ଥାନ କରୁଥିବା ସ୍ଥାନ-କାଳର ଏକ ଜ୍ୟାମିତିକ ପ୍ରକୃତି ବା ପ୍ରବୃତ୍ତି । ଅତ୍ୟଧିକ ବସ୍ତୁତ୍ୱବିଶିଷ୍ଟ ଏକ ମହାବସ୍ତୁଦ୍ୱାରା ସ୍ଥାନ-କାଳର ପ୍ରକୃତି ପ୍ରଭାବିତ ହୋଇଥାଏ । ସେମାନଙ୍କ ପ୍ରଭାବରେ ସ୍ଥାନ-କାଳର ପଟ୍ଟରେ/ପୃଷ୍ଠରେ ବକ୍ରାକୃତି ଦେଖାଯାଏ ।
ଫେନେଲଜାଇନ, ଏକ ବେପାର ନାମ ନର୍ଡିଲ୍, ହେଉଛି ଏକ ଔଷଧ ଯାହା ଉଦାସୀନତା ଏବଂ ବୁଲିମିଆ ନର୍ଭୋସା ରୋଗମାନଙ୍କର ଚିକିତ୍ସା ପାଇଁ ବ୍ୟବହୃତ ହୁଏ । ଏହା ପାଟିରେ ଦିଆଯାଏ । ଏହାର ଉପକାର ପାଇବାକୁ ୪ ସପ୍ତାହ ସମୟ ଲାଗିପାରେ ।ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ମୁଣ୍ଡ ବୁଲାଇବା, ମୁଣ୍ଡବିନ୍ଧା, ଶୋଇବାରେ ଅସୁବିଧା, ମାଂସପେଶୀ ଫଡ଼ଫଡ଼ ହେବା, ଶୁଖିଲା ପାଟି, ଓଜନ ବୃଦ୍ଧି ଏବଂ ଯୌନ ସମସ୍ୟା ହୋଇପାରେ । ଅନ୍ୟାନ୍ୟ ପାର୍ଶ୍ୱ ପ୍ରତିକ୍ରିୟାରେ ଆତ୍ମହତ୍ୟା ପ୍ରବଣତା, ବାଇପୋଲାର ଏବଂ ଉଚ୍ଚ ରକ୍ତଚାପ ହୋଇପାରେ । ବୃକ୍କ ବା ଯକୃତ ଜନିତ ସମସ୍ୟାରେ ବ୍ୟବହାର ନ କରିବାକୁ ପରାମର୍ଶ ଦିଆଯାଇଥାଏ । ଏହା ହାଇଡ୍ରାଜାଇନରୁ ନିର୍ମିତ ଏକ ମୋନୋଆମିନ ଅକ୍ସିଡେଜ ଇନହିବିଟର (MAOI) | ୧୯୬୧ ମସିହାରେ ଯୁକ୍ତରାଷ୍ଟ୍ରରେ ଫେନେଲଜାଇନ ବ୍ୟବହାର ପାଇଁ ଅନୁମୋଦିତ ହୋଇଥିଲା । ଯୁକ୍ତରାଷ୍ଟ୍ରରେ ୧୫ ମିଗ୍ରାର ୬୦ଟି ବଟିକାର ମୂଲ୍ୟ ୪୫ ଡଲାର । ଯୁକ୍ତରାଜ୍ୟରେ ଏହା କେବଳ ସ୍ୱତନ୍ତ୍ର ଅର୍ଡରଦ୍ୱାରା ଉପଲବ୍ଧ |
ଜଗନ୍ନାଥ ମନ୍ଦିର (ବଡ଼଼଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼଼଼ଦେଉଳ ଏବଂ ବଡ଼଼଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
କନଫୁସିଅସବାଦ, ଯାହାକୁ ରୁଇବାଦ ମଧ୍ୟ କୁହାଯାଏ, ପ୍ରାଚୀନ ଚୀନରୁ ଉତ୍ପନ୍ନ ଏକ ଦର୍ଶନ । ଏହାକୁ ଭିନ୍ନ ଭିନ୍ନ ଭାବେ ଏକ ପରମ୍ପରା, ଧର୍ମ, ମାନବବାଦୀ ବା ଯୁକ୍ତିସଙ୍ଗତ ଧର୍ମ, ରାଜ ଧର୍ମ ବା ଏକ ସରଳ ଜୀବନଶୈଳୀ ଭାବରେ ବର୍ଣ୍ଣନା କରାଯାଇଥାଏ। ଚୀନ "ଶତାଧିକ ଚିନ୍ତାଧାରା" ସମୟରେ(ଖ୍ରୀଷ୍ଟପୂର୍ବ ୫୫୧–୪୭୯) ଦାର୍ଶନିକ କନଫୁସିୟସଙ୍କ ଶିକ୍ଷାରୁ କନଫୁସିଅସବାଦ ବିକଶିତ ହୋଇଥିଲା ।
ଜଗତର ନାଥ ଶ୍ରୀ ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରା ଓ ସୁଦର୍ଶନଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଦତ୍ତାତ୍ରେୟ ଦାମୋଦର ଦବକେ (୧୮୮୫ - ୧୯୪୬) ଜଣେ ଭାରତୀୟ ଅଭିନେତା ଥିଲେ ଥିଲେ, ଯିଏକି ୧୯୧୩ ମସିହାରେ ମୁକ୍ତିଲାଭ ଦାଦାସାହେବ ଫାଲକେଙ୍କ ଦ୍ୱାରା ନିର୍ମିତ ପ୍ରଥମ ଭାରତୀୟ ଚଳଚ୍ଚିତ୍ର ରାଜା ହରିଶ୍ଚନ୍ଦ୍ରରେ ଅଭିନୟ କରିଥିଲେ । ଏହି କଥାଚିତ୍ରଟିରେ ସେ ଆନ୍ନା ସାଳୁଙ୍ଖେଙ୍କ ସହ କାମ କରିଥିଲେ । ଏହା ବ୍ୟତୀତ ସେ ଆଉ ତିନୋଟ କଥାଚିତ୍ର; ସତ୍ୟବାଦୀ ରାଜା ହରିଚନ୍ଦ୍ର (୧୯୧୭), ଲଙ୍କା ଦହନ (୧୯୧୭), ଶ୍ରୀକୃଷ୍ଣ ଜନ୍ମା (୧୯୧୮)ରେ ଅଭିନୟ କରିଥିଲେ । ପରବର୍ତ୍ତୀ ସମୟରେ ସେ ଜଣେ ସିନେମାଟୋଗ୍ରାଫର ତଥା ନିର୍ଦ୍ଦେଶକ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ । ୧୯୨୪ ମସିହାରେ ସେ ଜଣେ ନିର୍ଦ୍ଦେଶକ ଭାବରେ ରାଜା ହରିଶ୍ଚନ୍ଦ୍ର କଥାଚିତ୍ରଟିର ପୁନଃନିର୍ମାଣ କରିଥିଲେ ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରାଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
କଳ୍ପନା ଦତ୍ତ (୨୭ ଜୁଲାଇ ୧୯୧୩ - ୮ ଫେବୃଆରୀ ୧୯୯୫), ଜଣେ ଭାରତୀୟ ସ୍ଵାଧୀନତା ସଂଗ୍ରାମୀ କାର୍ଯ୍ୟକର୍ତ୍ତା ତଥା ସୂର୍ଯ୍ୟ ସେନଙ୍କ ନେତୃତ୍ୱରେ ସଶସ୍ତ୍ର ସ୍ଵାଧୀନତା ଆନ୍ଦୋଳନର ସଦସ୍ୟ ଥିଲେ, ଯାହା ୧୯୩୦ ମସିହାରେ ଚିତ୍ରକୋଣ୍ଡା ଉପରେ ଆକ୍ରମଣ କରିଥିଲା । ପରେ ସେ କମ୍ୟୁନିଷ୍ଟ ପାର୍ଟି ଅଫ ଇଣ୍ଡିଆରେ ଯୋଗ ଦେଇଥିଲେ ଏବଂ ୧୯୪୩ ମସିହାରେ ଭାରତର କମ୍ୟୁନିଷ୍ଟ ପାର୍ଟିର ସାଧାରଣ ସମ୍ପାଦକ ପୁରନ ଚାନ୍ଦ ଯୋଶୀଙ୍କୁ ବିବାହ କରିଥିଲେ ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।
ଚନ୍ଦ୍ରଶେଖର ନନ୍ଦ (୧୮୬୮-୧୯୩୨) ଜଣେ ଓଡ଼ିଆ ଗାଳ୍ପିକ । ତାଙ୍କ ଗଳ୍ପପୁସ୍ତକ ଚିତ୍ରକୁ ପ୍ରଥମ ଓଡ଼ିଆ ଗଳ୍ପ ବହିର ମାନ୍ୟତା ଦିଆଯାଏ । ଗଳ୍ପ ବ୍ୟତିତ ସେ ଓଡ଼ିଆ ସାହିତ୍ୟର ଅନ୍ୟ ବିଭବ ଯଥା ପ୍ରବନ୍ଧ, ଉପନ୍ୟାସ, କବିତାରେ ମଧ୍ୟ ଲେଖନି ଚାଳନା କରିଥିଲେ । ସେ ଅନେକ ପାଠ୍ୟ ପୁସ୍ତକ ମଧ୍ୟ ରଚନା କରିଥିଲେ । ସେ ଫକୀର ମୋହନ ସେନାପତି ଓ ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ସମସାମୟିକ ଥିଲେ ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବିମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ନୀଳମଣି ରାଉତରାୟ (୨୪ ମଇ ୧୯୨୦ - ୪ ଅକ୍ଟୋବର ୨୦୦୪) ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ୧୯୭୭ଠାରୁ ୧୯୮୦ ପର୍ଯ୍ୟନ୍ତ ଦାୟିତ୍ୱ ନିର୍ବାହ କରିଥିଲେ ।ସେ କେନ୍ଦ୍ରରେ ପ୍ରଥମେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଓ ପରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଭାବେ ବିଶ୍ୱନାଥ ପ୍ରତାପ ସିଂହଙ୍କ ନେତୃତ୍ୱାଧୀନ ମନ୍ତ୍ରୀମଣ୍ଡଳରେ କାର୍ଯ୍ୟ କରିଥିଲେ । ୪ ଅକ୍ଟୋବର ୨୦୦୪ରେ ତାଙ୍କର ଦେହାନ୍ତ ହୋଇଥିଲା ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ସୁଦର୍ଶନାବତୀ ମହାଭାରତ ରେ ମହାରଥୀ Vikarna ଙ୍କ ପତ୍ନୀ | ସେ ତ୍ରିଲୋକାପୁରର ରାଜା ଭାସନ୍ତରାଜଙ୍କ daughter ିଅ ଏବଂ ରାଜା ଦୁର୍ଯ୍ୟୋଧନଙ୍କ ପତ୍ନୀ ରାଜକୁମାରୀ ମାୟୁରୀଙ୍କ ଭଉଣୀ ଥିଲେ। ସୁଦର୍ଶନାବତୀଙ୍କ ବିକାଶଙ୍କ ସହ ଜ୍ୟୋତ୍ସାନା ନାମକ ଏକ daughter ିଅ ଥିଲେ, ଯାହା ସେ ଦୁର୍ଯ୍ୟୋଧନଙ୍କ ଭଣଜା ଥିଲେ। ସେ ତାଙ୍କ ପିତାଙ୍କ ମୃତ୍ୟୁ ଜାଣିଥିଲେ। ଦୁର୍ଯ୍ୟୋଧନ ଏବଂ ବିକାଶଙ୍କୁ ହତ୍ୟା କରିବା ପାଇଁ ଲକ୍ଷ୍ମଣ ଏବଂ ଜ୍ୟୋତିସାନା ଭୀମସେନାଙ୍କୁ ସୂଚିତ କରିଥିଲେ। ପରେ ସୁଦର୍ଶନବତୀ ବିକାଶଙ୍କ ମୃତ୍ୟୁ ପରେ କାହାକୁ ବିବାହ କରିନଥିଲେ। ଏଥିରେ ବର୍ଣ୍ଣନା କରାଯାଇଛି ଯେ ବିକାଶ ତାଙ୍କୁ ବହୁତ ଭଲ ପାଉଥିଲେ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଗୋକୁଳାନନ୍ଦ ମହାପାତ୍ର (୨୪ ମଇ ୧୯୨୨ - ୧୦ ଜୁଲାଇ, ୨୦୧୩) ଜଣେ ଓଡ଼ିଆ ବୈଜ୍ଞାନିକ ଓ ବିଜ୍ଞାନ ଲେଖକ ଥିଲେ । ୧୯୨୨ ମସିହା ମଇ ୨୪ ତାରିଖରେ ଭଦ୍ରକ ସହର ଅନ୍ତର୍ଗତ କୁଆଁସଠାରେ ଜନ୍ମଗ୍ରହଣ କରିଥିବା ଡଃ. ମହାପାତ୍ର ନିଜ ଗାଁ ସ୍କୁଲରୁ ପ୍ରାଥମିକ ଶିକ୍ଷା, ନାରାୟଣ ଚନ୍ଦ୍ର ଓ ଭଦ୍ରକ ହାଇସ୍କୁଲରୁ ମ୍ୟାଟ୍ରିକ ପାସ କରିବା ପରେ ରେଭେନ୍ଶା କଲେଜରୁ ରସାୟନ ବିଜ୍ଞାନରେ ସମ୍ମାନ ସହିତ ବି.ଏସ୍ସି. ଏବଂ କଲିକତାର ପ୍ରେସିଡେନ୍ସି କଲେଜରୁ ଏମ୍.ଏସ୍ସି ପାସ କରିଥିଲେ । ଉଚ୍ଚଶିକ୍ଷା କ୍ଷେତ୍ରରେ ତାଙ୍କ ଶ୍ୱଶୁର ଭଦ୍ରକ ଜିଲ୍ଲାର ଭୂୟାଁୱ୍ୟାସର ଜମିଦାର ସ୍ୱର୍ଗତଃ ବିନୋଦ ବିହାରୀ ରାୟଙ୍କ ସାହାଯ୍ୟ ଉଲ୍ଲେଖନୀୟ । ୧୯୫୮ ମସିହାରେ ସେ ପି.ଏଚ୍ଡି.
ଦ୍ରୌପଦୀ ମୁର୍ମୁ (ଜନ୍ମ: ୨୦ ଜୁନ ୧୯୫୮) ଜଣେ ଭାରତୀୟ ରାଜନୀତିଜ୍ଞା ଓ ଭାରତର ୧୫ତମ ତଥା ବର୍ତ୍ତମାନର ରାଷ୍ଟ୍ରପତି । ଭାରତର ରାଷ୍ଟ୍ରପତି ହେବାରେ ସେ ପ୍ରଥମ ଆଦିବାସୀ । ସେ ଭାରତୀୟ ଜନତା ପାର୍ଟିର ଦଳୀୟ ପ୍ରାର୍ଥୀ ଭାବେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରୁ ଦୁଇଥର (୨୦୦୦ ଏବଂ ୨୦୦୪ରେ) ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ଝାଡ଼ଖଣ୍ଡର ରାଜ୍ୟପାଳ (୨୦୧୫-୨୦୨୧) ଭାବରେ କାର୍ଯ୍ୟ କରିଥିଲେ । ବିଜୁ ଜନତା ଦଳ ଏବଂ ଭାରତୀୟ ଜନତା ପାର୍ଟିର ସଂଯୁକ୍ତ ଶାସନ ବେଳେ ସେ ବାଣିଜ୍ୟ ଏବଂ ଗମନାଗମନ ବିଭାଗର ସ୍ୱାଧୀନ ମନ୍ତ୍ରୀ ଭାବେ ୨୦୦୦ ମାର୍ଚ୍ଚ ୬ରୁ ୨୦୦୨ ଅଗଷ୍ଟ ୬ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ ଏବଂ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗରେ ମନ୍ତ୍ରୀ ଭାବେ ୨୦୦୨ ଅଗଷ୍ଟ ୬ରୁ ୨୦୦୪ ମଇ ୧୬ ପର୍ଯ୍ୟନ୍ତ କାର୍ଯ୍ୟକରିଥିଲେ ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ପାର୍ବତୀ ହିନ୍ଦୁ ଦେବୀ ଭାବରେ ପୁଜ୍ୟ।ମହାଦେବ ଶିବଙ୍କ ସ୍ତ୍ରୀ ଓ ମହାଦେବୀ ଭାବରେ ପ୍ରଖ୍ୟାତ । ପାର୍ବତୀଙ୍କ ମାତାଙ୍କ ନାମ ମେନକା । ସେ ହିମାଳୟଙ୍କ ପୁତ୍ରି ଓ ଗଣେଶ ଓ କାର୍ତ୍ତିକେୟଙ୍କ ମାତା । ଉମା, ଗୌରୀ, ଅମ୍ବିକା, ଭବାନୀ ନାମରେ ମଧ୍ୟ ସେ ପୂଜାପାଇଥାନ୍ତି । ପାର୍ବତୀଙ୍କ ଜନ୍ମ ହୋଇଥିବା ଶୁଣି ଦେବର୍ଷି ନାରଦ ହିମାଳୟଙ୍କ ଘରକୁ ଆସିଥିଲେ । ହିମାଳୟ ପଚାରିବାରୁନାରଦ ହିମାଳୟଙ୍କୁ ପାର୍ବତୀଙ୍କ ବିଷୟରେ କହିଥିଲେ ଯେ,ଆପଣଙ୍କ କନ୍ୟା ସର୍ବ ସୁଲକ୍ଷଣା ଓ ତାଙ୍କର ବିବାହ ଭଗବାନ ଶିବଙ୍କ ସହ ହେବ । କିନ୍ତୁ ମହାଦେବଙ୍କୁ ପତି ରୂପରେ ପାଇବାକୁ ତୁମ ପୁତ୍ରିଙ୍କୁ ଘୋର ତପସ୍ୟା କରିବାକୁ ପଡ଼ିବ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ
ଭାରତ ଏକ ସଂଗଠିତ ଗଣରାଜ୍ୟ ଏହା ଅଠେଇସିଟି ରାଜ୍ୟ ଓ ଆଠଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭାଜିତ ହୋଇଛି । ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପୁନର୍ବାର ଜିଲ୍ଲା ଆଦିରେ ଉପବିଭାଜିତ ହୋଇଛନ୍ତି । .
ଲିନକ୍ସ (ଇଂରାଜୀ:linux) ଅଧିକାଂଶ କ୍ଷେତ୍ରରେ ଇଉନିକ୍ସ(UNIX) ପରି ମନେହୁଏ ଓ ଇଉନିକ୍ସ ପରି ଦେଖାଯାଏ । କିନ୍ତୁ ଲିନକ୍ସ , ଇଉନିକ୍ସ ଅପେକ୍ଷା ନୂଆ ଅଟେ । ଏହାର ଗଠନ ଆରମ୍ଭ ହେଲା ୧୯୯୧ରେ , ଯେତେବେଳେ ଜଣେ ଫିନ୍ (Finnish) ଛାତ୍ର "ଲିନସ ଟରୱାଲଡସ୍" (Linus Torvalds) ଲିନକ୍ସର ଲେଖା ଆରମ୍ଭ କଲେ, ୮୦୩୮୬ ପ୍ରୋସେସର ପାଇଁ ଏକ ଛୋଟିଆ କର୍ନେଲ(Kernel) ଟିଏ ।ବିକାଶର ପ୍ରାରମ୍ଭରୁ ହିଁ , ଲିନକ୍ସର ସୋର୍ସ୍ କୋଡ୍(Sorce Code) ମାଗଣାରେ ଇଣ୍ଟର୍ନେଟରେ ଉପଲବ୍ଧ ହେଉଥିଲା । ତଦ୍ଦ୍ୱାରା ଲିନକ୍ସର ଇତିହାସକୁ ସାରା ବିଶ୍ୱର ବ୍ୟବହାରକାରୀ ପରିପୃଷ୍ଠ କରି ଚାଲିଲେ । ପ୍ରଥମ କର୍ନେଲ, ଯେଉଁଥିରେ ଇଉନିକ୍ସ ସିଷ୍ଟମର ଅଳ୍ପ କିଛି ଅଂଶ ବ୍ୟବହାର କରାଯାଇଥିଲା, କ୍ରମେ ଏହା ଇଉନିକ୍ସର ଅନ୍ୟାନ୍ୟ ବହୁତ ବିଭାଗକୁ ମିଶାଇ ଚାଲିଲା ।
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ୱିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଋତୁ ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ୱଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ସଂସାରରେ ଅନେକ ପ୍ରକାରର ବନସ୍ପତି ରହିଛି । ସେ ସବୁକୁ ମୁଖ୍ୟତଃ ତିନି ଭାଗରେ ବିଭକ୍ତ କରାଯାଇପାରେ । ପ୍ରଥମ ପ୍ରକାର ବନସ୍ପତି ଜାଳେଣି, ସାର ବା କେତେକ ଉପକରଣ ତିଆରି କାମରେ ଲାଗେ, ଦ୍ୱିତୀୟ ପ୍ରକାର ବନସ୍ପତି ମଣିଷ ଓ ଇତର ପ୍ରାଣୀମାନଙ୍କର ଖାଦ୍ୟ ହୋଇଥାଏ ଓ ଆଉ କିଛି ଗଛଲତା ବିଭିନ୍ନ ପ୍ରକାର ରୋଗର ନିରାମୟ ଓ ନିରାକରଣରେ ବ୍ୟବହୃତ ହୋଇଥାଏ । ତେବେ ଏମିତି ଅନେକ ବନସ୍ପତି ରହିଛି ଯାହାର ଏକାଧିକ ଉପଯୋଗ ରହିଥାଏ । ନିମ୍ନସ୍ଥ ତାଲିକାରେ ଥିବା ଗଛଲତା ଗୁଡିକର ଅଂଶବିଶେଷକୁ ଔଷଧ ଭାବେ ଉପଯୋଗ କରାଯାଇଥାଏ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଜଗନ୍ନାଥ ମନ୍ଦିର ଭିତରେ ଅଛନ୍ତି କୁକୁର ଦେବୀ । ଜଣେ ଦେବୀ କୁକୁର ଉପରେ ବିରାଜମାନ କରିଥବା ବେଳେ ଆଉଏକ ସ୍ଥାନରେ କୁକୁର ନିଜେ ବିଜେ କରିଛନ୍ତି । ତାଙ୍କୁ ପ୍ରସାଦ ମଧ୍ୟ ଲାଗି କରାଯାଏ । କୁକୁର ପୂଜା ହେବା ସମଗ୍ର ବିଶ୍ୱରେ ପୁରୀ ଜଗନ୍ନାଥ ମନ୍ଦିର ଏକମାତ୍ର ସ୍ଥାନ ଅଟେ । ତେବେ କୁତାମ ଚଣ୍ଡୀ ମନ୍ଦିର, ତନ୍ତ୍ର ଉପାସନାର ପ୍ରତୀକ ବୋଲି କିଛି ଗବେଷକ ମତ ଦିଅନ୍ତି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ସାଧାରଣ ହିପୋପୋଟାମସ (ଇଂରାଜୀ ଭାଷାରେ The common hippopotamus ( HIP-Ə-POT-Ə-məs;) ବା ହିପୋପୋଟାମସ ଆମ୍ଫିବିଅସ (Hippopotamus amphibius), ବା କେବଳ ହିପୋ (hippo) ଏକ ବିରାଟକାୟ ସାଧାରଣତଃ ଶାକାହାରୀ (herbivorous), ଚତୁସ୍ପଦ ସ୍ତନ୍ୟପାୟୀ ଓ ଅଙ୍ଗୁଲେଟ (ungulate) ପ୍ରାଣୀ ଯିଏ ସବ-ସାହାର ଆଫ୍ରିକାର (sub-Saharan Africa) ବାସକରେ । ବୈଜ୍ଞାନିକ ହିପୋପୋଟାମିଡି ପରିବାରର ଦୁଇଟି ପ୍ରଜାତି ((extant| species)) ମଧ୍ୟରୁ ଏହା ଗୋଟିଏ । (extant species) ଓ ଅନ୍ୟଟି ପିଗମି ହିପୋପୋଟାମସ (en:pygmy hippopotamus (Choeropsis liberiensis or Hexaprotodon liberiensis)। ପୂରାତନ ଗ୍ରୀକ ଭାଷାର ନଦୀ ଅଶ୍ୱ ବା ରିଭର ହର୍ସ ("river horse" (ἱπποπόταμος)) ଶବ୍ଦରୁ ଏହି ଶବ୍ଦଟି ଆସିଛି । ହାତୀ ଓ ରାଇନୋ ପରେ ଏହା ତୃତୀୟ ବିରାଟକାୟ ସ୍ଥଳଚର ପ୍ରାଣୀ (third-largest type of land mammal) ଓ ସବୁଠାରୁ ଓଜନଦାର ପ୍ରାଣୀ (artiodactyl) । ଘୁଷରୀ ଓ ଅନ୍ୟାନ୍ୟ ପ୍ରାଣୀଙ୍କ ସହିତ ସାଦୃଶ୍ୟ ଥିଲେ ମଧ୍ୟ ଏହାଙ୍କର ସବୁଠାର ଅଦିକ ସାଦୃଶ୍ୟ ସେଟାସି (en:cetaceans ) ପ୍ରାଣୀଙ୍କ (ତିମି, ଡଲଫିନ, ପୋରପେଜ ଇତ୍ୟାଦି) (cetaceans (whales, dolphins, porpoises, etc.) ସହିତ ଥାଏ ଯାହାଙ୍କଠାରୁ ସେ ୫୫ ନିୟୁତ ବର୍ଷ ପୂର୍ବରୁ ପୃଥକ୍ ହୋଇଥିଲେ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଆର୍ଯ୍ୟାବର୍ତ୍ତ ଭାରତ ବର୍ଷର ପ୍ରତ୍ୟେକ ଭାରତୀୟ ଚତୁର୍ଦ୍ଧାମ ରାମେଶ୍ୱର, ପୁରୀ, ବଦ୍ରୀନାଥ ଓ ଦ୍ୱାରକା ଦର୍ଶନର କାମନା କରିଥାନ୍ତି । ଚାରୋଟି ସ୍ଥାନ – ଚାରିଧାମ ପରମ ପବିତ୍ର । ଏଥିମଧ୍ୟରୁ ତିନୋଟି ଧାମ ପୁରୀ, ରାମେଶ୍ୱର ଏବଂ ଦ୍ୱାରକା ସାଗର କୂଳରେ ଓ ବଦ୍ରୀନାଥ ଧାମ ହିମାଳୟ ପର୍ବତରେ ଅବସ୍ଥିତ । କଥିତ ଅଛି ଯେ ମନୁଷ୍ୟ ପରି ଭଗବାନ ମଧ୍ୟ ରାମେଶ୍ୱରରେ ସ୍ନାନ କରି ଆଭୂଷଣ ବିମଣ୍ଡିତ ହୁଅନ୍ତି ଦ୍ୱାରକାରେ, ଶ୍ରୀକ୍ଷେତ୍ରରେ ଷାଠିଏ ପଉଟି ଭୋଜନ କରି ବଦ୍ରିକାର ନିଶ୍ଚଳ ଅଞ୍ଚଳରେ ସୁଖ ନିଦ୍ରା ଯାଇଥାନ୍ତି । କାର୍ତ୍ତିକଠାରୁ ବୈଶାଖ ଅକ୍ଷୟ ତୃତୀୟା ପର୍ଯ୍ୟନ୍ତ ଛଅମାସ କାଳ ବଦ୍ରୀନାଥ ମନ୍ଦିର ଦ୍ୱାର ବନ୍ଦ ରହେ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧ - ୨୩ ଅଗଷ୍ଟ ୧୯୩୮) ଜଣେ ଓଡ଼ିଆ କବି ଥିଲେ । ତାଙ୍କର ଜନ୍ମ ବସ୍ତର ଦେଶୀୟ ରାଜ୍ୟରେ ହୋଇଥିଲା । ବସ୍ତର ଓଡ଼ିଆଭାଷୀ ଅଞ୍ଚଳ । ହେଲେ ତାହା ଓଡ଼ିଶାରେ ନାହିଁ । ତାଙ୍କ ପିତା ଦାନିଏଲ୍ ସାବତ ଜଣେ ଡାକ୍ତର ହିସାବରେ ବ୍ରହ୍ମଦେଶରେ ରହୁଥିଲେ । ଏକାଧାରରେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । କୁନ୍ତଳା ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଓଡ଼ିଶା ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ସୂର୍ଯ୍ୟ କିମ୍ବା କୌଣସି ଅନ୍ୟ ତାରାମାନଙ୍କ ଚାରିପଟେ ପରିକ୍ରମା କରୁଥିବା ଖଗୋଳ ପିଣ୍ଡକୁ ଗ୍ରହ କୁହାଯାଏ । ଅନ୍ତରାଷ୍ଟ୍ରୀୟ ଖଗୋଲୀୟ ସଂଘ ଅନୁସାରେ ଆମ ସୌର ମଣ୍ଡଳରେ ଆଠୋଟି ଗ୍ରହ ରହିଛି : ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହସ୍ପତି, ଶନି, ୟୁରାନସ, ନେପଚୁନ । ଏହାର ଅତିରିକ୍ତ ତିନୋଟି ବାମନ ଗ୍ରହ ରହିଛି : ସୀରୀସ, ପ୍ଲୁଟୋ, ଏରୀସ । ପ୍ରାଚୀନ ଖଗୋଲୀୟ ଶାସ୍ତ୍ରୀମାନେ ତାରା ଏବଂ ଗ୍ରହ ମାନଙ୍କ ମଧ୍ୟରେ ଅନ୍ତର ଏହି ପ୍ରକାର କରିଥିଲେ : ରାତିରେ ଆକାଶରେ ଚମକୁଥିବା ଅଧିକତର ପିଣ୍ଡ ସର୍ବଦା ପୂର୍ବ ପାର୍ଶ୍ୱରୁ ଉଦୟ ହୋଇ ପଶ୍ଚିମ ପଟେ ଅସ୍ତ ହୋଇଥାନ୍ତି । ଏହି ପିଣ୍ଡମାନଙ୍କ ନିଜ ନିଜ ମଧ୍ୟରେ କୌଣସି ପରିବର୍ତ୍ତନ ହୁଏନାହିଁ । ଏହି ପିଣ୍ଡମାନଙ୍କୁ ତାରା କୁହାଯାଏ । କିନ୍ତୁ ଏପରି କିଛି ପିଣ୍ଡ ଅଛନ୍ତି ଯାହା ଅନ୍ୟ ପିଣ୍ଡ ମାନଙ୍କ ସାପେକ୍ଷରେ କେବେକେବେ ଆଗକୁ ଯାଆନ୍ତି ଏବଂ କେବେ କେବେ ପଛକୁ ଯାଆନ୍ତି - ଏହାର ଅର୍ଥ ଏମାନେ କେବଳ ଘୁରିଥାନ୍ତି । Planet ଏକ ଲାଟିନ୍ ଶଦ୍ଦ ଅଟେ, ଯାହାର ଅର୍ଥ ଏପଟ ସେପଟ ହୋଇ ବୁଲିବା । ଏଥିପାଇଁ ଏହି ପିଣ୍ଡର ନାମ Planet (ଗ୍ରହ) ଅଟେ । ଶନି ଗ୍ରହର ପରବର୍ତ୍ତୀ ଗ୍ରହକୁ ବିନା ଦୂରବିକ୍ଷଣ ଯନ୍ତ୍ର ସାହାଯ୍ୟରେ ଦେଖାଯାଇ ପାରିବ ନାହିଁ । ଏଥିପାଇଁ ପ୍ରାଚୀନ ବୈଜ୍ଞାନିକ ମାନଙ୍କୁ କେବଳ ୫ଟି ଗ୍ରହ ବାବଦରେ ଜ୍ଞାତ ଥିଲା ଏବଂ ପୃଥିବୀକୁ ସେ ସମୟରେ ଗ୍ରହ ବୋଲି ମାନି ନ'ଥାନ୍ତି ।"ଜ୍ୟୋତିଷ" ଶାସ୍ତ୍ର ଅନୁସାରେ ଗ୍ରହର ପରିଭାଷା ଅଲଗା ଅଟେ । ଭାରତୀୟ ଜ୍ୟୋତିଷ ଏବଂ ପୌରାଣିକ କଥାରେ ୯ଟି ଗ୍ରହକୁ ଗଣାଯାଏ : ସୂର୍ଯ୍ୟ, ଚନ୍ଦ୍ର, ବୁଧ, ଶୁକ୍ର, ମଙ୍ଗଳ, ଗୁରୁ, ଶନି, ରାହୁ ଏବଂ କେତୁ । ଗ୍ରହ ଦୁଇ ପ୍ରକାରର ହୋଇଥାଏ ଯଥା: ଆନ୍ତରିକ ଗ୍ରହ ଓ ବାହ୍ୟ ଗ୍ରହ । ଆନ୍ତରିକ ଗ୍ରହରେ - ବୁଧ,ଶୁକ୍ର, ପୃଥିବୀ, ମଙ୍ଗଳ ଏବଂ ବାହ୍ୟ ଗ୍ରହରେ - ବୃହଷ୍ପତି, ଶନି, ଅରୂଣ, ବରୂଣ ଅଟେ । ୮ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହସ୍ପତି, ଶନି, ୟୁରେନସ୍ ଓ ନେପଚୁନ୍ ସୂର୍ଯ୍ୟକୁ ଅଣ୍ଡାକାର ପଥରେ ପରିକ୍ରମା କରନ୍ତି। ସୂର୍ଯ୍ୟଙ୍କ ନିକଟତମ ୪ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ ଓ ମଙ୍ଗଳ ମୁଖ୍ୟତଃ କଠିନ ହୋଇଥିବା ସ୍ଥଳେ ଦୂରବର୍ତ୍ତୀ ୪ଟି ଗ୍ରହ ଯଥା ବୃହସ୍ପତି, ଶନି, ଦାନବ ଗାସୀୟ ପିଣ୍ଡ ଏବଂ ୟୁରେନସ୍ ଓ ନେପଚୁନ୍ ବରଫ ଗ୍ରହ ଭାବରେ ପରିଚିତ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ । ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ସେଥିରୁ ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ଜଗନ୍ନାଥ ମନ୍ଦିରରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ପାଖରେ ବିଭିନ୍ନ ପ୍ରକାର ଅନ୍ନବ୍ୟଞ୍ଜନ ଭୋଗ ହୋଇସାରି ବିମଳାଙ୍କ ନିକଟରେ ସମର୍ପଣ କରାଯିବା ପରେ ତାହାକୁ ମହାପ୍ରସାଦ (ଅବଢ଼ା ନାମରେ ମଧ୍ୟ ଜଣା) କୁହାଯାଏ । ଏହା ଅବଢ଼ା (ଏହା ବଢ଼ା ନହୋଇ ଗୋଟା କୁଡୁଆରେ ଠାକୁରମାନଙ୍କୁ ଅର୍ପଣ କରାଯାଉଥିବାକୁ ଏହାକୁ ଅବଢ଼ା (ବଢ଼ା ହୋଇନଥିବା) କୁହାଯାଇଥାଏ । ଅବଢ଼ା ନିର୍ମାଲ୍ୟ, ମାହାର୍ଦ୍ଦ ଓ କୈବଲ୍ୟ ନାମରେ ମଧ୍ୟ ଜଣା । କୈବଲ୍ୟ ଓ ଅବଢ଼ା ମଧ୍ୟରେ ପାର୍ଥକ୍ୟ ହେଉଛି, କୈବଲ୍ୟକୁ ଦୁଇ ଆଙ୍ଗୁଠିରେ ଅର୍ଥାତ କଣିକାଏ ଖାଇବାକୁ ହୁଏ; କିନ୍ତୁ ଅବଢ଼ା ମନମୁତାବକ ପେଟପୁରା ଖିଆଯାଏ ।
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭାଦ୍ୱାରା ନିର୍ମିତ) । ଏହା ଲୋକଙ୍କଦ୍ୱାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣି ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ରାମଚନ୍ଦ୍ର ମିଶ୍ର , ଜଣେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ନାଟ୍ୟକାର ଥିଲେ । ସେ ୪୦ଟିରୁ ଅଧିକ ନାଟକ ରଚନା କରିଛନ୍ତି । ମଧ୍ୟବିତ୍ତ ପରିବାରର ସୁଖଦୁଃଖର କାହାଣୀ ତାଙ୍କ ନାଟକରେ ବିଶେଷ ସ୍ଥାନ ପାଇଥିଲା । ରାମଚନ୍ଦ୍ର ମିଶ୍ର ୧୯୨୦ ମସିହା ଅକ୍ଟୋବର ୧୨ ତାରିଖ ଦିନ ପୂର୍ବତନ ଦଶପଲ୍ଲା ଗଡ଼ଜାତ ରାଜ୍ୟରେ ଜନ୍ମ ଗ୍ରହଣ କରିଥିଲେ । କଟକ ମିଶନ୍ ସ୍କୁଲ୍ରୁ ମାଟ୍ରିକ୍ ପାଶ୍ କଲାପରେ, ସେ ରେଭେନ୍ସା ମହାବିଦ୍ୟାଳୟରୁ ବି.ଏ, ଓ ଆଇନ୍ କଲେଜରୁ ବି.
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ । ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ । ସହଜରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ । କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଗୋଲୋକ ବିହାରୀ ଧଳ (୧୫ ଡିସେମ୍ବର ୧୯୨୧- ୨୪ ଜୁନ ୧୯୭୪) ଓଡ଼ିଆ ପ୍ରବନ୍ଧ ସାହିତ୍ୟରେ ଜଣେ ଭାଷାତତ୍ତ୍ୱବିତ, ପ୍ରଫେସର, ଧ୍ୱନି ତତ୍ତ୍ୱବିତ୍, ଅନୁବାଦକ, ପ୍ରାବନ୍ଧିକ ଓ ଭ୍ରମଣ କାହାଣୀ ଲେଖକ ଥିଲେ । ଜଣେ ପ୍ରାବନ୍ଧିକ ଭାବେ ସେ ବିଭିନ୍ନ ଗଠନମୂଳକ ମୂକ୍ୟବୋଧ ତଥା ଓଡ଼ିଶାର ସମାଜ, ଶିକ୍ଷା, ସଂସ୍କୃତି ଓ ପରମ୍ପରା ଉପରେ ପ୍ରବନ୍ଧମାନ ରଚନା କରୁଥିଲେ । ଭାରତର ଜାତୀୟ ଜୀବନର ତ୍ରୁଟିବିଚ୍ୟୁତି ଉପରେ ତାଙ୍କର କିଛି ପ୍ରବନ୍ଧ ରଚିତ । ତାଙ୍କ ପ୍ରବନ୍ଧମାନ ସରଳ, ସଂକ୍ଷିପ୍ତ ଓ ଇଙ୍ଗିତଧର୍ମୀ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।