ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଥାଇଲ୍ୟାଣ୍ଡ, (ଆନୁଷ୍ଠାନିକ ନାମ ଥାଇଲ୍ୟାଣ୍ଡ ରାଜ୍ୟ) ଦକ୍ଷିଣ ପୂର୍ବ ଏସିଆର ଏକ ଦେଶ । ଏହା ପୂର୍ବରୁ ସିଆମ୍ ଭାବରେ ଜଣାଥିଲା। | ଇଣ୍ଡୋଚିନ୍ ଉପଦ୍ୱୀପର ମଧ୍ୟ ଭାଗରେ ଏହା ୭୬ଟି ପ୍ରଦେଶକୁ ନେଇ ଗଠିତ । ଏହାର କ୍ଷେତ୍ରଫଳ ୫୧୩,୧୨୦ ବର୍ଗ କିଲୋମିଟର (୧୯୮,୧୨୦ ବର୍ଗ ମାଇଲ) ଏବଂ ଏହାର ଜନସଂଖ୍ୟା ୬୬ ନିୟୁତରୁ ଅଧିକ | କ୍ଷେତ୍ରଫଳ ଅନୁଯାୟୀ ଥାଇଲ୍ୟାଣ୍ଡ ହେଉଛି ବିଶ୍ୱର ୫୦ତମ ବୃହତ୍ତମ ଦେଶ ଏବଂ ବିଶ୍ ୨୨ ତମ ଜନବହୁଳ ଦେଶ |ବ୍ୟାଙ୍କକ୍ ହେଉଛି ଦେଶର ରାଜଧାନୀ ଏବଂ ବୃହତ୍ତମ ସହର | ଥାଇଲ୍ୟାଣ୍ଡର ଉତ୍ତରରେ ମ୍ୟାଁମାର ଏବଂ ଲାଓସ୍, ପୂର୍ବରେ ଲାଓସ୍ ଏବଂ କାମ୍ବୋଡିଆ, ଦକ୍ଷିଣରେ ଥାଇଲ୍ୟାଣ୍ଡ ଉପସାଗର ଏବଂ ମାଲେସିଆ ଏବଂ ପଶ୍ଚିମରେ ଆଣ୍ଡାମାନ ସାଗର ଏବଂ ମ୍ୟାଁମାରର ଦକ୍ଷିଣ ସୀମା ଅବସ୍ଥିତ | ଏହାର ସାମୁଦ୍ରିକ ସୀମା ଦକ୍ଷିଣ-ପୂର୍ବରେ ଥାଇଲ୍ୟାଣ୍ଡର ଉପସାଗର, ଭିଏତନାମ ଏବଂ ଦକ୍ଷିଣ-ପଶ୍ଚିମ ଦିଗରେ ଆଣ୍ଡାମାନ ସାଗରରେ ଇଣ୍ଡୋନେସିଆ ଏବଂ ଭାରତ ସହ ଅଛି | ଥାଇଲ୍ୟାଣ୍ଡ ହେଉଛି ଏକ ସାମ୍ବିଧାnନିକ ରାଜତନ୍ତ୍ର ଏବଂ ସଂସଦୀୟ ଗଣତନ୍ତ୍ର; ସାମ୍ପ୍ରତିକ ଇତିହାସରେ, ଏହା ଏକାଧିକ ସାମରିକ ସତ୍ତା ପରିବର୍ତ୍ତନ ଏବଂ ସାମରିକ ଏକଛତ୍ରବାଦୀ ଶାସନ ଘଟିଛି|
ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା, ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ । ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ । ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ । ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
କନଫୁସିଅସବାଦ, ଯାହାକୁ ରୁଇବାଦ ମଧ୍ୟ କୁହାଯାଏ, ପ୍ରାଚୀନ ଚୀନରୁ ଉତ୍ପନ୍ନ ଏକ ଦର୍ଶନ । ଏହାକୁ ଭିନ୍ନ ଭିନ୍ନ ଭାବେ ଏକ ପରମ୍ପରା, ଧର୍ମ, ମାନବବାଦୀ ବା ଯୁକ୍ତିସଙ୍ଗତ ଧର୍ମ, ରାଜ ଧର୍ମ ବା ଏକ ସରଳ ଜୀବନଶୈଳୀ ଭାବରେ ବର୍ଣ୍ଣନା କରାଯାଇଥାଏ। ଚୀନ "ଶତାଧିକ ଚିନ୍ତାଧାରା" ସମୟରେ(ଖ୍ରୀଷ୍ଟପୂର୍ବ ୫୫୧–୪୭୯) ଦାର୍ଶନିକ କନଫୁସିୟସଙ୍କ ଶିକ୍ଷାରୁ କନଫୁସିଅସବାଦ ବିକଶିତ ହୋଇଥିଲା ।
ଜଗନ୍ନାଥ ମନ୍ଦିର (ବଡ଼଼଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼଼଼ଦେଉଳ ଏବଂ ବଡ଼଼଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଗୋପାଳ ଦତ୍ତ ଜଣେ ଭାରତୀୟ ଅଭିନେତା ଓ ଲେଖକ । ୧୯୯୯ ମସିହାରେ ସେ ଜଣେ ଥିଏଟର କଳାକାର ଭାବରେ କାମ କରିବା ଆରମ୍ଭ କରିଥିଲେ । ୨୦୦୧ ମସିହାରେ ସେ ହିନ୍ଦୀ କଥାଚିତ୍ର ଜଗତରେ କାମ କରିବା ଆରମ୍ଭ କରିଥିଲେ । ତାଙ୍କ ଅଭିନୀତ ପ୍ରଥମ କଥାଚିତ୍ର ଥିଲା ମୁଝେ କୁଚ୍ଛ୍ କେହନା ହୈ । ତେରେ ନାମ୍, ସାମ୍ରାଟ ଏଣ୍ଡ୍ କୋ ଏବଂ ଜାତୀୟ ଜଳଚ୍ଚିତ୍ର ପୁରସ୍କାର ପ୍ରାପ୍ତ କଥାଚିତ୍ର ଫିଲ୍ମିସ୍ତାନ ଭଳି ଉଲ୍ଲଖନୀୟ ହିନ୍ଦୀ କଥାଚିତ୍ରରେ ଅଭିନୟ କରିଛନ୍ତି ।
ଜଗତର ନାଥ ଶ୍ରୀ ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରା ଓ ସୁଦର୍ଶନଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ପହଣ୍ଡିର ଆଭିଧାନିକ ଅର୍ଥ ହେଉଛି ପାଦରେ ଭ୍ରମଣ । ପହଣ୍ଡି ବିଜେ ଶ୍ରୀମନ୍ଦିରର ସ୍ନାନଯାତ୍ରା ଓ ରଥଯାତ୍ରା ସମୟରେ ହୋଇ ଆସୁଥିବା ବିଦ୍ଧି ସମ୍ବନ୍ଧୀୟ କ୍ରିୟାପଦ୍ଧତି । ପହଣ୍ଡି ପୁଣି ଦୁଇ ଭାଗରେ ବିଭକ୍ତ ଯଥା:- ଧାଡି ପହଣ୍ଡି ଓ ଗୋଟି ପହଣ୍ଡି। ସ୍ନାନଯାତ୍ରା ସମୟରେ ତିନିଠାକୁରଙ୍କୁ ଶ୍ରୀମନ୍ଦିର ରତ୍ନବେଦୀରୁ ସ୍ନାନ ମଣ୍ଡପକୁ ନେବା ସମୟରେ ଯେଉଁ ପହଣ୍ଡି ହୁଏ ତାହାକୁ ଧାଡି ପହଣ୍ଡି କୁହାଯାଏ । ରଥଯାତ୍ରା ସମୟରେ ତିନିଠାକୁରଙ୍କୁ ଶ୍ରୀମନ୍ଦିର ରତ୍ନବେଦୀରୁ ରଥ ଉପରକୁ ଓ ରଥରୁ ମନ୍ଦିରକୁ ନେବା ସମୟରେ ଯେଉଁ ପହଣ୍ଡି କରାଯାଏ ତାହାକୁ ଗୋଟି ପହଣ୍ଡି କୁହାଯାଇଥାଏ । ଏହି ଦୁଇ ପ୍ରକାରର ପହଣ୍ଡି କେବଳ ବିଗ୍ରହମାନଙ୍କୁ ପହଣ୍ଡି ସମୟରେ ଘୁଞ୍ଚାଇବାର ତରୀକା ବ ଢଙ୍ଗକୂ ବୁଝାଇଥାଏ । ଶ୍ରୀ ଜଗନ୍ନାଥ ଓ ବଳଭଦ୍ରଙ୍କ ବାହୁ ଥିବାଯୋଗୁଁ ଦୁଇ ବିଗ୍ରହଙ୍କୁ ସମୟ ସମୟରେ ଭୂମିକୁ ଛୁଆଁଇ କରି ପହଣ୍ଡି କରାଯାଇଥାଏ । କିନ୍ତୁ ଦେବୀ ସୁଭଦ୍ର ଓ ସୁଦର୍ଶନଙ୍କ ବାହୁ ନଥିବା ଯୋଗୁଁ ସେମାନଙ୍କୁ ଶାଇତ ରୂପେ ବୁହାଇ ପହଣ୍ଡି କରାଯାଇଥାଏ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରାଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଜ୍ଞାନପୀଠ ପୁରସ୍କାର ଭାରତୀୟ ଜ୍ଞାନପୀଠ ସଂସ୍ଥାଦ୍ୱାରା ଦିଆଯାଉଥିବା ଭାରତର ସର୍ବୋଚ୍ଚ ସାହିତ୍ୟ ପୁରସ୍କାର ।ସାହିତ୍ୟ ଅକାଦେମୀ ଫେଲୋସିପ ସହିତ ଏହା ଦେଶର ଦୁଇ ସର୍ବୋଚ୍ଚ ସାହିତ୍ୟ ପୁରସ୍କାର । ଏହା ୧୯୬୧ ମସିହାରେ ଆରମ୍ଭ ହୋଇଥିଲା । ଏହାର ଅନୁମୋଦିତ ଯୋଗ୍ୟତା ଅନୁସାରେ କେବଳ ୨୨ ଗୋଟି ସମ୍ବିଧାନ-ସ୍ୱୀକୃତ ଭାଷାରେ ଲେଖୁଥିବା ଭାରତୀୟ ନାଗରିକଗଣ ଏହି ପୁରସ୍କାର ପାଇପାରିବେ । ଟାଇମ୍ସ ଅଫ ଇଣ୍ଡିଆ ଖବରକାଗଜର ପ୍ରକାଶକ ସାହୁ ଜୈନ ପରିବାରଙ୍କଦ୍ୱାରା ପ୍ରତିଷ୍ଠିତ ଏହି ପୁରସ୍କାର ଭାରତୀୟ ଜ୍ଞାନପୀଠ ସଂସ୍ଥାଦ୍ୱାରା ଦିଆଯାଇଥାଏ ।
କୃଷ୍ଣ ହିନ୍ଦୁ ଦେବତା ଓ ଭଗବାନ ବିଷ୍ଣୁଙ୍କ ଅବତାର। କୃଷ୍ଣ ଅନ୍ୟ ହିନ୍ଦୁ ଦେବାଦେବୀଙ୍କଠାରୁ ଅଧିକ ଆଦରଣୀୟ ଏବଂ ଲୋକପ୍ରିୟ ଦେବତା ମଧ୍ୟରେ ଅନ୍ୟତମ। ଅବତାର ଅର୍ଥ ଅବତୀର୍ଣ୍ଣ ହେବା,ଭକ୍ତମାନଙ୍କୁ ଦିବ୍ୟାନନ୍ଦ ପ୍ରଦାନ ନିମିତ୍ତ ଓ ଭଗବତ ଧର୍ମ ଠିକ ସ୍ଥାନରେ ଲାଗି ଦେବକୀଙ୍କ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ଶଙ୍ଖ,ଚକ୍ର,ଗଦା,ପଦ୍ମଧାରୀ ସ୍ୱରୂପରେ ମାତାପିତାଙ୍କୁ ଦର୍ଶନ ଦେଇଥିଲେ। ବାଳକ ରୂପରେ ଲୀଳା ଛଳରେ ଦୈତ୍ୟମାନଙ୍କୁ ସ୍ୱଧାମକୁ ପଠେଇ ପୃଥିବୀର ପାପ ଭାର ଲାଘବ କରିଥିଲେ। ବ୍ରହ୍ମା,ଶଙ୍କର ସନକାଦି ମୂନିଋଷିଙ୍କର ପୂଜ୍ୟ ହୋଇମଧ୍ୟ ସାଧାରଣ ବାଳକ ପରି ଲୀଳା କରୁଥିଲେ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ରୁକ୍ମଣୀ ବିଦର୍ଭରାଜ ଭୀଷ୍ମକଙ୍କର ଦୁହିତା ଥିଲେ ଶ୍ରୀକୃଷ୍ଣଙ୍କ ରୁପଗୁଣର ବର୍ଣ୍ଣନା ଶୁଣି ରୁକ୍ମଣୀ ତାଙ୍କୁ ନ ଦେଖି ମଧ୍ୟ ତାଙ୍କ ପ୍ରତି ଆକୃଷ୍ଟା ହେଲେ ଏବଂ ମନେ ମନେ ତାହାଙ୍କୁହି ପତିରୂପେ ବରଣ କଲେ ରୁକ୍ମଣୀଙ୍କ ପିତା ଓ ରୁକ୍ମୀ ପ୍ରଭୃତି ରୁକ୍ମଣୀଙ୍କ ପଞ୍ଚଭ୍ରାତା କୃଷ୍ଣଙ୍କ ଶତୃ ଜରାସନ୍ଧର ଅଧୀନ ରାଜା ଥିବାରୁ ସେମାନେ ଶ୍ରୀକୃଷ୍ଣଦ୍ୱେଷୀ ଥିଲେ ଜରାସନ୍ଧଙ୍କ ଅନୁରୋଧରେ ସେମାନେ ଚେଦିରାଜ ଦମ ଘୋଷଙ୍କ ପୁତ୍ର ଶିଶୁପାଳଙ୍କ ସଙ୍ଗେ ରୁକ୍ମଣୀଙ୍କ ବିବାଦ ସମ୍ବନ୍ଧ ସ୍ଥିର କଲେ ରୁକ୍ମଣୀ ଏହା ଜାଣି ପାରି ଦ୍ୱାରକାଧିପତି ଶ୍ରୀକୃଷ୍ଣଙ୍କ ନିକଟକୁ ରୋପନରେ ଦୂତ ପ୍ରେରଣ କଲେ ବିବାହଦିବସର ୟଥାକାଳରେ ଶିଶୁପାଳ ରୁକ୍ମଣୀଙ୍କୁ ବିବାହ କରିବା ପାଇଁ ବିଦର୍ଭ ନଗରରେ ବରବେଶରେ ଉପସ୍ଥିତ ହେଲେ କିନ୍ତୁ ଶ୍ରୀକୃଷ୍ଣ ବଳରାମଙ୍କ ସହିତ ବିଦର୍ଭରେ ଉପସ୍ଥିତ ହୋଇ ରୁକ୍ମଣୀଙ୍କୁ ବଳପୂର୍ବକ ହରଣ କଲେ ଓ ଶିଶୁପାଳ ଲଜ୍ଜିତ ହୋଇ ପ୍ରତ୍ୟାବର୍ତ୍ତନ କଲେ । ବିଦର୍ଭରେ ବିବାହ ଉପଲକ୍ଷରେ ସମାଗତ ଜରାସନ୍ଧ ଆଦି ରାଜଗଣ ଶ୍ରୀକୃଷ୍ଣଙ୍କୁ ବାଧା ପ୍ରଦାନ କରିବାକୁ ଚେଷ୍ଟା କଲେ କିନ୍ତୁ ଶ୍ରୀକୃଷ୍ଣ ଓ ବଳରାମ ସମସ୍ତଙ୍କୁ ପରାସ୍ତ କରି ରୁକ୍ମଣୀଙ୍କୁ ଘେନି ଦ୍ୱାରକାରେ ପହଞ୍ଚିଲେ ଓ ରୁକ୍ମଣୀଙ୍କ ସଙ୍ଗେ ସେଠାରେ ଶ୍ରୀକୃଷ୍ଣଙ୍କର ବିବାହ ସମ୍ପାଦିତ ହେଲା । ରୁକ୍ମଣୀ ମହାଲକ୍ଷ୍ମୀଙ୍କ ଅଂଶ ଗ୍ରହଣ କରି ପୃଥୀବୀରେ ଜନ୍ମ ଲଭିଥିବାର ପ୍ରସିଦ୍ଧି ଅଛି ଶ୍ରୀକୃଷ୍ଣଙ୍କ ଔରସରେ ରୁକ୍ମଣୀଙ୍କ ଗର୍ଭରୁ ପ୍ରଦ୍ୟୁମ୍ନ (କାମଦେବଙ୍କ ପର ଜନ୍ମରେ ଘୃତରୂପ) ଆଦି ଦଶବଂଶ ଓ ଚାରୁମତୀନାମ୍ନୀ କନ୍ୟା ଜନ୍ମଗ୍ରହଣ କରିଥିଲେ ୟଦୁବଂଶ ନାଶ ପରେ ଶ୍ରୀକୃଷ୍ଣ ମାନବ ଲୀଳା ସମ୍ବରଣ କରିବାରୁ ଅର୍ଜୁନ, ଯଦୁବଂଶୀୟା ରାଜମହିଳାମାନଙ୍କ ସହିତ ରୁକ୍ମଣୀଙ୍କୁ ଇନ୍ଦ୍ରପ୍ରସ୍ଥକୁ ନେଇ ଗଲେ; କିନ୍ତୁ ରୁକ୍ମିଣୀ ପତିବିବାହ ସହି ନ ପାରି ପ୍ରଦୀପ୍ତ ହୁତାଶନରେ ଝାସ ଦେଇ ଜୀବନ ବିସର୍ଜ୍ଜନ କଲେ ।
କେର୍ଣ୍ଣିକ୍ଟେରସ ରୋଗରେ ଶିଶୁର ରକ୍ତରେ ବିଲିରୁବିନର ମାତ୍ରା ଅଧିକ ହେତୁ ମସ୍ତିଷ୍କର କ୍ଷତି ହୋଇଥାଏ । ପ୍ରାରମ୍ଭିକ ଲକ୍ଷଣଗୁଡ଼ିକରେ ଖୁଏଇବା ଅସୁବିଧା, କାର୍ଯ୍ୟକଳାପ ହ୍ରାସ, ଜଣ୍ଡିସ୍ ଏବଂ ବାନ୍ତି ହୋଇପାରେ । ରୋଗ ଜଟିଳ ହେଲେ ବାତ, ସେରେବ୍ରାଲ୍ ପାଲ୍ସି, ଶ୍ରବଣ ଶକ୍ତି ହ୍ରାସ, ଦୃଷ୍ଟି ଶକ୍ତି ସମସ୍ୟା, ଦାନ୍ତରେ ସମସ୍ୟା ଏବଂ ବୌଦ୍ଧିକ ଅକ୍ଷମତା ହୋଇପାରେ । ବିପଦ କାରକଗୁଡ଼ିକ ମଧ୍ୟରେ ଅବଧିପୂର୍ବ ପ୍ରସବ, ଗାଢ଼ ଚର୍ମ, ଜନ୍ମ ସମୟରେ କ୍ଷତ ଚିହ୍ନ, ଆରଏଚ ରୋଗ, ସ୍ୱଳ୍ପ ଖାଇବା ଏବଂ କେତେକ ଜେନେଟିକ୍ ଅବସ୍ଥା ହୋଇପାରେ । ଅନ୍ୟାନ୍ୟ ବିପଦ ମଧ୍ୟରେ କମ୍ ଆଲବୁମିନ, ସେପସିସ ଏବଂ ସେଫଟ୍ରାଇଆକ୍ସୋନ ଏବଂ ଆସ୍ପିରିନ୍ ପରି କେତେକ ଔଷଧର ବ୍ୟବହାର ଯୋଗୁ ହୋଇପାରେ । ଅନ୍ତର୍ନିହିତ କାର୍ଯ୍ୟଶୈଳୀରେ କେନ୍ଦ୍ରୀୟ ସ୍ନାୟୁ ପ୍ରଣାଳୀରେ ପ୍ରବେଶ କରୁଥିବା ବିଲିରୁବିନ, ମସ୍ତିଷ୍କ କୋଷଗୁଡ଼ିକୁ ବିଷାକ୍ତ କରିଥାଏ । ଲକ୍ଷଣ ଉପରେ ଆଧାର କରି ରୋଗ ନିର୍ଣ୍ଣୟ କରାଯାଏ; ତଥାପି, କେବଳ ଶବ ବ୍ୟବଚ୍ଛେଦ ସମୟରେ ନିଶ୍ଚିତ କରାଯାଇପାରିବ ।ପ୍ରତିରୋଧରେ ନବଜାତ କାମଳ ନିମନ୍ତେ ହାଲୁକା ଥେରାପି, ଅଧିକ ଦୁଗ୍ଧ ଗ୍ରହଣ, ଏବଂ ବେଳେବେଳେ ବିନିମୟ ଟ୍ରାନ୍ସଫ୍ୟୁଜନ୍ ଚିକିତ୍ସା କରାଯାଏ । ଥରେ କ୍ଷତି ଘଟିବା ପରେ ଏହା ନିମନ୍ତେ କୌଣସି ନିର୍ଦ୍ଦିଷ୍ଟ ଚିକିତ୍ସା ନାହିଁ । ଏହି ପରିପ୍ରେକ୍ଷୀରେ ଲକ୍ଷଣଗତ ଏବଂ ସହାୟକ ଯତ୍ନ ଆବଶ୍ୟକ ହୁଏ । ଜଟିଳତା ଗୁଡ଼ିକ ପ୍ରାୟ ସ୍ଥାୟୀ ହୋଇଯାଏ । ବିକାଶଶୀଳ ଦେଶମାନଙ୍କରେ ପ୍ରାୟ ୧୫% ନବଜାତ ଶିଶୁଙ୍କର କେର୍ଣ୍ଣିକ୍ଟେରସ ଯୋଗୁ ମୃତ୍ୟୁ ହୋଇଥାଏ ।କେର୍ଣ୍ଣିକ୍ଟେରସ ରୋଗ କ୍ୱଚିତ ହୁଏ, ୧୦୦,୦୦୦ ନବଜାତ ଶିଶୁଙ୍କ ମଧ୍ୟରୁ ପ୍ରାୟ ୦.୨ ରୁ ୨.୭ ଜଣକୁ ପ୍ରଭାବିତ କରିଥାଏ । ନାରୀମାନଙ୍କ ଅପେକ୍ଷା ପୁରୁଷମାନେ ଅଧିକ ପ୍ରଭାବିତ ହୁଅନ୍ତି । ଯୁକ୍ତରାଷ୍ଟ୍ରରେ କଳା ଶିଶୁମାନେ ଧଳା ଅପେକ୍ଷା ଅଧିକ ପ୍ରଭାବିତ ହୁଅନ୍ତି । ଏହି ଅବସ୍ଥା ୧୯୦୪ ମସିହାରେ ଖ୍ରୀଷ୍ଟିଆନ ଜର୍ଜ ସ୍ମୋର୍ଲଙ୍କ ଦ୍ୱାରା ନାମିତ ହୋଇଥିଲା, ଯଦିଓ ଏହା ପୂର୍ବରୁ ୧୮୭୫ ମସିହାରେ ଜୋହାନ୍ସ ଅର୍ଥଙ୍କ ଦ୍ୱାରା ବର୍ଣ୍ଣନା କରାଯାଇଥିଲା ।
ବୀରେନ ମିତ୍ର (୨୬ ନଭେମ୍ବର ୧୯୧୭–୨୫ ମଇ ୧୯୭୮), ଜଣେ ଓଡ଼ିଆ ରାଜନୈତିକ ନେତା ଓ ସମାଜ ସଂସ୍କାରକ ଥିଲେ । ସେ ୨ ଅକ୍ଟୋବର୧୯୬୩ଠାରୁ ୨୧ ଫେବୃଆରୀ୧୯୬୫ ପର୍ଯ୍ୟନ୍ତ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଥିଲେ । ସେ ୧୯୫୨, ୧୯୫୭, ୧୯୬୧ ଓ ୧୯୬୭ ମସିହାରେ ଓଡ଼ିଶା ବିଧାନ ସଭାକୁ କଟକ ସଦରରୁ କଂଗ୍ରେସ ପ୍ରାଥୀ ଭାବେ ନିର୍ବାଚିତ ହୋଇଥିଲେ । ୧୯୬୩ ମସିହାରେ ସେ ମୁଖ୍ୟମନ୍ତ୍ରୀ ହୋଇଥିଲେ ଓ ୧୯୬୫ ମସିହାରେ ଇସ୍ତଫା ଦେଇଥିଲେ । ବୀରେନ, ୧୯୧୭ ମସିହାରେ କଟକର କାଠଗଡା ସାହିରେ ଜନ୍ମଗ୍ରହଣ କରିଥିଲେ । ପିତାଙ୍କ ନାମ ଥିଲା "ବିପିନ ବିହାରୀ ମିତ୍ର" । ସେ କଟକର ପ୍ୟାରୀମୋହନ ଏକାଡେମୀ ଓ ରେଭେନ୍ସା ମହାବିଦ୍ୟାଳୟରୁ ଶିକ୍ଷାଗ୍ରହଣ କରିଥିଲେ । ସେ ମହାତ୍ମା ଗାନ୍ଧୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ "ଅଗଷ୍ଟ ବିପ୍ଳବ"ରେ ଅଂଶଗ୍ରହଣ କରିଥିଲେ । ହରେକୃଷ୍ଣ ମହତାବ ଥିଲେ ବୀରେନଙ୍କ ରାଜନୈତିକ ଗୁରୁ ଓ ସହକର୍ମୀ ।
ଶାନ୍ତନୁ ଆଚାର୍ଯ୍ୟ (ଜନ୍ମ: ୧୫ ମଇ ୧୯୩୩) ଜଣେ ଓଡ଼ିଆ ଗାଳ୍ପିକ, ଔପନ୍ୟାସିକ ଓ ଶିଶୁ ସାହିତ୍ୟିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ । ଶାନ୍ତନୁ ପ୍ରଥମେ ସମ୍ବଲପୁରର ଓରିଏଣ୍ଟ କାଗଜ କଳରେ କେମିଷ୍ଟ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହେବା ପରେ ୧୯୫୮ ମସିହା ଜାନୁଆରୀ ୩ତାରିଖରେ ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ, ପାରଳାଖେମୁଣ୍ଡିର ରସାୟନ ବିଭାଗରେ ଅଧ୍ୟାପକ ଭାବେ ଯୋଗ ଦେଇଥିଲେ । ତା'ଙ୍କ ସହ ସେହି ଦିନ ମହାପାତ୍ର ନୀଳମଣି ସାହୁ ମଧ୍ୟ ଓଡ଼ିଆ ବିଭାଗର ଅଧ୍ୟାପକ ଭାବେ ସେହି ମହାବିଦ୍ୟାଳୟରେ କାର୍ଯ୍ୟାରମ୍ଭ କରିଥିଲେ ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।
ସନ୍ଥକବି ଭୀମ ଭୋଇ ଭୀମ ଭୋଇ (୧୮୫୦-୧୮୯୫ ) ରେଢ଼ାଖୋଲର ମଧୁପୁର ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ ।ଭୀମ ଭୋଇ ଜଣେ ଓଡ଼ିଆ କବି ଓ ମହିମା ଧର୍ମର ପ୍ରଚାରକ ଥିଲେ । ତାଙ୍କର ରଚନା ଗୁଡ଼ିକରେ ମାନବ ଧର୍ମ, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରାଯାଇଅଛି । ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତାବଳୀ ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" କବିତା ଅନ୍ୟତମ । ତାଙ୍କ ସମସାମୟିକମାନଙ୍କ କବିତାସବୁ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବିଷୟରେ ହୋଇଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଓ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ପ୍ରଚଳନ ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନ ନିମନ୍ତେ ସେ ଶହଶହ ଛାନ୍ଦ, ଚଉପଦୀ ଓ ଚଉତିଶା ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ବହିଗୁଡ଼ିକ ମଧ୍ୟରେ "ସ୍ତୁତିଚିନ୍ତାମଣି", "ହଲିଆ ଗୀତ", "ଡାଲଖାଈ", "ରସରକେଲି", "ଜାଇଫୁଲ", "ବ୍ରହ୍ମ ନିରୂପଣ ଗୀତା", "ଆଦିଅନ୍ତ ଗୀତା", "ଅଷ୍ଟକ ବିହାରୀ ଗୀତା", "ନିର୍ବେଦ ସାଧନା", "ଶ୍ରୁତିନିଷେଧ ଗୀତା", "ମନୁସଭାମଣ୍ଡଳ", "ଗୃହଧର୍ମ" ଓ "ମହିମାବିନୋଦ" । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ସୁରକ୍ଷିତ । ତାଙ୍କ ରଚିତ ବହିଗୁଡ଼ିକ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଓଡ଼ିଶା ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ଅଂଶୁଘାତ ( ଇଂରାଜୀ ଭାଷାରେ Heat stroke, also known as sun stroke) ଏକ ଉତ୍ତାପ ଜନିତ ବେମାରୀ (heat illness) ଯାହା ଅତ୍ୟଧିକ ଉତ୍ତାପ ଯୋଗୁ ହୁଏ ଓ ଏଥିରେ ଦେହର ଉତ୍ତାପ ୪୦.୦ ସେଲସିୟସରୁ ଅଧିକ ଥାଏ ଓ ମାନସିକ ଦ୍ୱନ୍ଦ୍ୱ ହୁଏ । ଅନ୍ୟାନ୍ୟ ଲକ୍ଷଣ ମଧ୍ୟରେ ଉଚ୍ଚ ରକ୍ତଚାପ ,(high blood pressure) ଶୁଷ୍କ ଲାଲ ଓ ଓଦା ଚମ, ମୁଣ୍ଡବଥା, ଦ୍ୱନ୍ଦ୍ୱ ଓ ମୁଣ୍ଡ ଓଜନିଆ ଆଦି ଦେଖାଯାଏ । ଏହା ହଠାତ୍ ବା ଧୀରେ ଆରମ୍ଭ ହୋଇପାରେ । ଅଧିକ ଜଟିଳ ହେଲେ ଅପସ୍ମାର ବାତ Seizures, ରାବଡୋମାୟୋଲାଇସିସ, ବୃକ୍କ ଫେଲ (kidney failure) ଆଦି ଲକ୍ଷଣମାନ ଦେଖାଯାଏ ।ଅତ୍ୟଧିକ ବାହ୍ୟ ଉତ୍ତାପ ଓ ଅଧିକ ଶାରୀରିକ ପରିଶ୍ରମ (physical exertion) ଯୋଗୁ ଏହି ରୋଗ ହୁଏ । ଅତି ଛୋଟ ଓ ଅତି ବୟସ୍କ ବ୍ୟକ୍ତି, ଉତ୍ତାପ ଢେଉ (heat waves), ଅତ୍ୟଧିକ ଆର୍ଦ୍ରତା (humidity), କେତେକ ଔଷଧ, ହୃଦ୍ରୋଗ, ଚର୍ମ ରୋଗ ଯୋଗୁ ଏହି ସଙ୍କଟ ସୃଷ୍ଟି ହୁଏ । ସାରୀରିକ ପରିଶ୍ରମ ନଥାଇ ହେଉଥିବାଅ ରୋଗ ସାଧାରଣତଃ ଅତି ଛହୋଟ ବା ଅତି ବୃଦ୍ଧ ଅବସ୍ଥାରେ ହୁଏ । ଲକ୍ଷଣ ଅନୁଯାୟୀ ରୋଗ ନିର୍ଣ୍ଣୟ କରାଯାଏ । ଏହା ଏକ ପ୍ରକାର ହାଇପରଥର୍ମିଆ (hyperthermia) ବା ଉଚ୍ଚତାପମାତ୍ରା ବେମାରୀ । ଏହା ସାଧାରଣ ଜ୍ୱର ରୋଗଠାରୁ ପୃଥକ୍ ।ପ୍ରତିଷେଧକ ବ୍ୟବସ୍ଥା ମଧ୍ୟରେ ଯଥେଷ୍ଟ ତରଳ ପଦାର୍ଥ ଦିଆଯାଏ ଓ ଅତ୍ୟଧିକ ଗରମରୁ ଦୂରରେ ରହିବାକୁ ଉପଦେଶ ଦିଆଯାଏ । ରୋଗୀର ଦେହକୁ ତୁରନ୍ତ ଥଣ୍ଡା କରିବା ଓ ସାହାଯ୍ୟକାରୀ ଯତ୍ନ (supportive care) ନେବା ଆବଶ୍ୟକ । ଦେହ ଉତ୍ତାପ କମେଇବା ପାଇଁ ରୋଗୀ ଦେହକୁ ଜଳ ସିଞ୍ଚନ କରାଯାଏ, ଥଣ୍ଡା କରିବା ଲାଗି ବରଫ ମିଶ୍ରିତ ଜଳରେ ବୁଡ଼େଇ ରଖାଯାଏ ଓ ଶିରାଭ୍ୟନ୍ତର ତରଳ ପଦାର୍ଥ (intravenous fluids) ଦିଆଯାଏ । ବରଫ ପ୍ୟାକ (ice packs) ରୁଟିନ ଭାବରେ ଦିଆଯାଏ ନାହିଁ ।ଯୁକ୍ତରାଷ୍ଟ୍ର ଆମେରିକାରେ ଏହି ରୋଗ ଯୋଗୁ ବର୍ଷକୁ ୬୦୦ରୁ ଉର୍ଦ୍ଧ୍ୱ ମୃତ୍ୟୁ ହୁଏ । ଏହି ମୃତ୍ୟୁ ହାର ସନ ୧୯୯୫ରୁ ୨୦୧୫ ମଧ୍ୟରେ ବୃଦ୍ଧି ପାଇଥିବା ଜଣାଯାଏ । ଅତ୍ୟଧିକ ପରିଶ୍ରମ ବା ବ୍ୟାୟାମ ଯୋଗୁ ମୃତ୍ୟୁ ହାର ମାତ୍ର ୫% ଥିବାବେଳେ ଅଣବ୍ୟାୟାମ କାରନ ଯୋଗୁ ୬୫% ମୃତ୍ୟୁ ହୁଏ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ପାରଳାଖେମୁଣ୍ଡି ଓଡ଼ିଶାର ଗଜପତି ଜିଲ୍ଲାର ଏକ ସହର ଓ ମୁଖ୍ୟ ସଦର ମହକୁମା ।ପାରଳାଖେମୁଣ୍ଡି ସଂକ୍ଷିପ୍ତରେ 'ପାରଳା' ଭାବରେ ଜଣାଶୁଣା । ଏହା ଗଜପତି ଜିଲ୍ଲାର ଜିଲ୍ଲା ସଦର ମହକୁମା। ଏହା ୧୮୮୫ ମସିହାରେ ଓଡ଼ିଶାରେ ପ୍ରତିଷ୍ଠିତ ପୁରାତନ ପୌରପାଳିକା ମାନଙ୍କ ମଧ୍ୟରୁ ଅନ୍ୟତମ | ସହରର ଅଧିକାଂଶ ଲୋକ ଓଡ଼ିଆ କୁହନ୍ତି | ସହରଟି ଆନ୍ଧ୍ରପ୍ରଦେଶ ସହିତ ଅତି ନିକଟତମ | ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ୍ ଜିଲ୍ଲାର ପୁରୁଣା ପାଟଣା ସହର ଏହାର ଅତି ନିକଟବର୍ତ୍ତୀ ହେତୁ ପାରଳାଖେମୁଣ୍ଡି ଦ୍ବେତ ସହର ଭାବରେ ପରିଗଣିତ ହୁଏ | ମହେନ୍ଦ୍ର ତନୟା ନଦୀଦ୍ୱାରା କେବଳ ସହରଗୁଡିକ ପୃଥକ ହୋଇଛି। ଅତୀତରେ ଏହା ଖେମୁଣ୍ଡି ଇଷ୍ଟେଟର ରାଜଧାନୀ ଥିଲା , ଯେଉଁଠି ପୂର୍ବ ଗଙ୍ଗ ବଂଶର ରାଜା ମହାରାଜାମାନେ ରାଜୁତି କରୁଥିଲେ। ଏହି ସହରଟି ଓଡ଼ିଶାର ଏକ ପ୍ରାଚୀନ ସାଂସ୍କୃତିକ କେନ୍ଦ୍ର ତଥା ଅଷ୍ଟାଦଶ ଶତାବ୍ଦୀର ଓଡ଼ିଆ ସଂଗୀତକାର-କବି ଗୋପାଳକୃଷ୍ଣ ପଟ୍ଟନାୟକ, ଓଡ଼ିଶା ରାଜ୍ୟର ଅନ୍ୟତମ ପ୍ରତିଷ୍ଠାତା ମହାରାଜା କୃଷ୍ଣ ଚନ୍ଦ୍ର ଗଜପତି ନାରାୟଣ ଦେବ, ପ୍ରଥମ ଓଡ଼ିଆ ଅଭିଧାନ ସଙ୍କଳକ ତଥା ପ୍ରଥମ ଓଡ଼ିଆ ଭାଷା ତତ୍ତ୍ୱବିତ ପଣ୍ଡିତ ଗୋପୀନାଥ ନନ୍ଦ ଶର୍ମା, ଐତିହାସିକ ସତ୍ୟନାରାୟଣ ରାଜଗୁରୁଙ୍କ ଜନ୍ମସ୍ଥଳୀ ଭାବରେ ଜଣାଶୁଣା | ଏହି ସହର ଏହାର ଶତାବ୍ଦୀର ପୁରୁଣା ମନ୍ଦିର, ମଠ, ପ୍ରାସାଦ ଏବଂ ଐତିହ୍ୟ ସ୍ମାରକୀ ପାଇଁ ମଧ୍ୟ ପ୍ରସିଦ୍ଧ |
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଗଜପତି ଜିଲ୍ଲା, ଓଡ଼ିଶାର ଦକ୍ଷିଣରେ ଥିବା ଏକ ପ୍ରଶାସନିକ ଜିଲା । ଗଜପତି ଜିଲ୍ଲାର ନାମକରଣ ମହାରାଜା ଶ୍ରୀ କୃଷ୍ଣ ଚନ୍ଦ୍ର ଗଜପତି ନାରାୟଣ ଦେଓ , ଯିଏକି ପାରଳାଖେମୁଣ୍ଡି ଜମିଦାରୀର ପୂର୍ବତନ ରାଜା ସାହେବ ତଥା ଓଡ଼ିଶାର ପ୍ରଥମ ପ୍ରଧାନମନ୍ତ୍ରୀ ଥିଲେ। ଯାହାଙ୍କର ଅବଦାନ ଯୋଗୁଁ ଓଡିଶା ସ୍ଵତନ୍ତ୍ର ରାଜ୍ୟ ଗଠନ ସମ୍ଭବ ହୋଇପାରିଥିଲା ଏବଂ ପାରଳାଖେମୁଣ୍ଡି ଜମିଦାରୀ ଓଡ଼ିଶାରେ ଅବସ୍ଥାପିତ ହୋଇପାରିଛି । ୧୯୯୨ ମସିହାର ଅକ୍ଟୋବର ୨ ତାରିଖରୁ ଗଜପତି ଜିଲ୍ଲା ଗଞ୍ଜାମ ଜିଲ୍ଲାଠାରୁ ସ୍ଵତନ୍ତ୍ର ଭାବରେ ଜିଲ୍ଲାର ମାନ୍ୟତା ହାସଲ କରିଥିଲା । ତେବେ ଏହା ଗଞ୍ଜାମ ଜିଲ୍ଲାର ପାରଳାଖେମୁଣ୍ଡି ଉପଖଣ୍ଡରେ ନାମିତ ଥିଲା । ତାହା ବର୍ତ୍ତମାନ ଗଜପତି ଜିଲ୍ଲା ନାମିତ ହୋଇଛି । ବର୍ତ୍ତମାନ ମୋଟରେ ୭ ଗୋଟି ତହସିଲ ,୭ ଗୋଟି ବ୍ଲକ ,୧୫୩୪ ଗ୍ରାମ , ୧୪୯ ଗ୍ରାମ ପଞ୍ଚାୟତ , ୧୧ ଗୋଟି ପୋଲିସ ଥାନା ରହିଛି ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବିମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ଗୋଲୋକ ବିହାରୀ ଧଳ (୧୫ ଡିସେମ୍ବର ୧୯୨୧- ୨୪ ଜୁନ ୧୯୭୪) ଓଡ଼ିଆ ପ୍ରବନ୍ଧ ସାହିତ୍ୟରେ ଜଣେ ଭାଷାତତ୍ତ୍ୱବିତ, ପ୍ରଫେସର, ଧ୍ୱନି ତତ୍ତ୍ୱବିତ୍, ଅନୁବାଦକ, ପ୍ରାବନ୍ଧିକ ଓ ଭ୍ରମଣ କାହାଣୀ ଲେଖକ ଥିଲେ । ଜଣେ ପ୍ରାବନ୍ଧିକ ଭାବେ ସେ ବିଭିନ୍ନ ଗଠନମୂଳକ ମୂକ୍ୟବୋଧ ତଥା ଓଡ଼ିଶାର ସମାଜ, ଶିକ୍ଷା, ସଂସ୍କୃତି ଓ ପରମ୍ପରା ଉପରେ ପ୍ରବନ୍ଧମାନ ରଚନା କରୁଥିଲେ । ଭାରତର ଜାତୀୟ ଜୀବନର ତ୍ରୁଟିବିଚ୍ୟୁତି ଉପରେ ତାଙ୍କର କିଛି ପ୍ରବନ୍ଧ ରଚିତ । ତାଙ୍କ ପ୍ରବନ୍ଧମାନ ସରଳ, ସଂକ୍ଷିପ୍ତ ଓ ଇଙ୍ଗିତଧର୍ମୀ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ସେଓଙ୍ଗ୍ ପୋଓ, ଭାରତରୁ ପ୍ରକାଶିତ ହେଉଥିବା ଏକମାତ୍ର ମାଣ୍ଡାରିନ ଭାଷାର ଖବରକାଗଜ ଥିଲା । ଏହାର ପ୍ରକାଶନ ୧୯୬୯ ମସିହାରୁ ଆରମ୍ଭ ହୋଇଥିଲା । ଲି’ ୟୁନ୍ ଚିନ୍ ଏହି ଖବରକାଗଜ ପ୍ରକାଶନ ଆରମ୍ଭ କରିଥିଲେ । ସେଓଙ୍ଗ୍ ପୋଓର ଇଂରାଜୀ ଅର୍ଥ "ଦି ଓଭର୍ ସି’ଜ୍ ଚାଇନିଜ୍ କମର୍ସ ଅଫ୍ ଇଣ୍ଡିଆ" । କୁଓ-ସାଇ ଚାଙ୍ଗ୍ ଏହି ଖବରକାଗଜର ଶେଷ ସମ୍ପାଦକ ଥିଲେ । ୨୦୨୦ ମସିହା ପର୍ଯ୍ୟନ୍ତ ୪ ପୃଷ୍ଠାବିଶିଷ୍ଟ ଏହି ଖବରକାଗଜର ନିୟମିତ ୨୦୦ ଖଣ୍ଡ ପ୍ରକାଶ ପାଉଥିଲା । କରୋନା ମହାମାରୀ ଯୋଗୁ ଏହି ଖବରକାଗଜର ପ୍ରକାଶନ ବନ୍ଦ ହୋଇଯାଇଥିଲା । ୨୦୨୦ ମସିହା ଜୁଲାଇ ମସିହାରେ କୁଓ-ସାଇ ଚାଙ୍ଗ୍ଙ୍କର ମୃତ୍ୟୁ ଘଟିଥିଲା । ‘ଚାଇନିଜ୍ ଆସୋସିଏସନ୍ ଅଫ୍ ଇଣ୍ଡିଆ’ର ସଭାପତି ଚେନ୍ ୟାଓ ହୁଆଙ୍କ କହିବା ଅନୁସାରେ, ‘ମାଣ୍ଡାରିନ୍’ ଭାଷା ଶିକ୍ଷାର ଅଭାବ ହିଁ ଏହି ସମ୍ବାଦପତ୍ର ବନ୍ଦ ହେବା ପାଇଁ ଦାୟୀ ଥିଲା ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଯୌନ କ୍ରିୟା ସଞ୍ଚାରିତ ସଂକ୍ରମଣ (ଇଂରାଜୀରେ Sexually transmitted infections ବା STI), ଅନ୍ୟ ନାମ ଯୌନ କ୍ରିୟା ସଞ୍ଚାରିତ ରୋଗ ସମୂହ (STD) ଓ ଭେନେରିଆଲ ରୋଗ ଇଂରାଜୀରେ venereal diseases (VD); ଅନେକ ପ୍ରକାର ସଂକ୍ରାମକ ରୋଗକୁ ବୁଝାଏ ଯାହା ମନୁଷ୍ୟର ଯୌନକ୍ରିୟାଦ୍ୱାରା (ମୁଖ୍ୟତଃ ଯୋନୀପଥ ଯୌନ ସଙ୍ଗମ, ମଳଦ୍ୱାର ସଙ୍ଗମ ଓ ମୁଖ ସଙ୍ଗମ) ସଞ୍ଚାରିତ ହୁଏ । ଅଧିକାଂଶ ରୋଗ ଆରମ୍ଭରୁ କୌଣସି ଲକ୍ଷଣ ଦେଖାନ୍ତି ନାହିଁ । ତେଣୁ ରୋଗ ଅନ୍ୟ ସୁସ୍ଥ ଲୋକମାନଙ୍କୁ ସଂକ୍ରମିତ ହେବା ସମ୍ଭାବନା ଅଧିକ ରହେ । ଏହାର ଲକ୍ଷଣ ଓ ଚିହ୍ନ ମଧ୍ୟରେ ଯୋନୀପଥ ବିସର୍ଜନ, ପୁଲିଙ୍ଗ ବିସର୍ଜନ, ଯୌନାଙ୍ଗ ଓ ଏହା ଚାରପାଖରେ ଘାଆ ଓ ବସ୍ତିଦେଶରେ ଯନ୍ତ୍ରଣା ହୁଏ । ଜନ୍ମ ପୂର୍ବରୁ ଓ ଜନ୍ମ ସମୟରେ ଏହି ରୋଗ ସଂକ୍ରମିତ ହେଲେ ଫଳାଫଳ ଖରାପ ହୁଏ । କେତେକ ରୋଗରେ ମହିଳାମାନେ ଗର୍ଭବତୀ ହୋଇପାରନ୍ତି ନାହିଁ । .
ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ୱର ବିଶ୍ୱାସ ଉପରେ ପ୍ରତିଷ୍ଠିତ । ନାଟକର ସୃଷ୍ଟି କେବେ ଓ କିଭଳି ହେଲା ତାହା ରହସ୍ୟମୟ । ତେବେ ଆଧୁନିକ ନାଟକ ସୃଷ୍ଟିର ବହୁ ପୂର୍ବରୁ ଲୋକନାଟକଗୁଡ଼ିକ ସୃଷ୍ଟି ହୋଇଥିବା ବିଷୟକୁ ଅସ୍ୱୀକାର କରାଯାଇ ନପାରେ । କାରଣ ବେଦ, ଭରତମୁନିଙ୍କ ନାଟ୍ୟଶାସ୍ତ୍ର,ବୌଦ୍ଧ ନିକାୟ,ପାଣିନି,କୃଶାଶ୍ୱ ଓ ବିଭିନ୍ନ ପୌରାଣିକ ଗ୍ରନ୍ଥରୁ ଲୋକନାଚକ ସମ୍ପର୍କରେ ସଂକେତ ମିଳିଥାଏ । ଲୋକନାଟକ ଗୁଡିକର ବର୍ହିଲକ୍ଷ ଓ ଅନ୍ତର୍ଲକ୍ଷ ହେଉଛି ଶିକ୍ଷା ପ୍ରଦାନ । ଜନଜୀବନର କାହାଣୀକୁ ବା ଲୋକବୃତ୍ତକୁ ବିଶ୍ୱସ୍ତ ଭାବେ ଉପସ୍ଥାପିତ କରିବା ଲୋକନାଟକର ଅନ୍ୟ ଏକ ଲକ୍ଷ । ନାଟକ ହେଉଛି ଦୃଶ୍ୟକାବ୍ୟ ଓ କାବ୍ୟମାନଙ୍କ ମଧ୍ୟରେ ଶ୍ରେଷ୍ଠ । ନାଟକର ସ୍ରଷ୍ଟା ନାଟ୍ୟ ଶିଳ୍ପିର ମାୟାଜାଲ ବିସ୍ତାର କରି ଦର୍ଶକର ଚିତ୍ତ ବିନୋଦନ ସହିତ ସତ୍ୟ ,ଶିବ ଓ ମଙ୍ଗଳର ଜୟଗାନପାଇଁ ଆହ୍ୱାନ ଦେଇଥାନ୍ତି ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।
ମାସ ଶବ୍ଦ ସଂସ୍କୃତ ମସ (ଚନ୍ଦ୍ର) ଶବ୍ଦରୁ ଉତ୍ପନ୍ନ । ଓଡ଼ିଆ ପଞ୍ଜିକାରେ ୧୨ ମାସ ଥାଏ। ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ଲୋକେ ସୌର ମାସକୁ ମାନନ୍ତି। ଅନ୍ୟ ଆଡ଼େ ଚାନ୍ଦ୍ରମାନ ମାସ ମନା ଯାଏ। ଚାନ୍ଦ୍ରମାନ ମାସର ଅନ୍ତ ପୂର୍ଣ୍ଣିମାରେ ହୁଏ। ସୌର ମାସର ଅନ୍ତ ସଂକ୍ରାନ୍ତି ପୂର୍ବଦିନ ହୁଏ। ସୌର ପାଞ୍ଜି ଅନୁସାରେ ପଣା (ମେଷ) ସଂକ୍ରାନ୍ତି ଓଡ଼ିଆ ନବବର୍ଷ। ଚାନ୍ଦ୍ରମାନ ପାଞ୍ଜି ଅନୁସାରେ ବୈଶାଖ କୃଷ୍ଣ ପ୍ରତିପଦ ଓଡ଼ିଆ ନବବର୍ଷ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।