ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଭଗବାନ ବିଷ୍ଣୁଙ୍କର ଦଶାବତାର କଥା ଶୁଣିଲେ ଓ ଓଡ଼ିଶୀ ନାଚର ଦଶ ଅବତାର ଭଙ୍ଗୀ ଦେଖିଲେ ବୁଝାପଡ଼େ ମଣିଷ କିପରି ଏ ପୃଥିବୀକୁ ଆସିଲା । ବିବର୍ତ୍ତନବାଦୀମାନେ କହନ୍ତି, ପୃଥିବୀଟା ବହୁ ପୁରାକାଳରେ ଖାଲି ବାଷ୍ପମୟ ଥିଲା । କ୍ରମେ କ୍ରମେ ସେ ବାଷ୍ପରାଶି ଶୀତଳ ହୋଇଯାଇ ନାନାପ୍ରକାର ପଦାର୍ଥ ଓ ରାସାୟନିକ ଦ୍ରବ୍ୟରେ ପରିଣତ ହେଲା । ପାଣି ମଧ୍ୟ ତିଆରି ହେଲା । ସେ ପାଣିରେ ପ୍ରଥମେ ଛୋଟ ଛୋଟ ଜୀବ ଉତ୍ପନ୍ନ ହେଲେ । ସେ ଛୋଟ ଛୋଟ ଜୀବ ନାନା ଘାତ ପ୍ରତିଘାତ ମଧ୍ୟରେ ଯାଇ ଆସ୍ତେ ଆସ୍ତେ ଉନ୍ନତ ଧରଣର ହେଲେ । ପରେ ମାଛମାନଙ୍କର ଆବିର୍ଭାବ ହେଲା । ସେ ମାଛମାନେ କ୍ରମେ କ୍ରମେ ଜଳରୁ ସ୍ଥଳଭାଗକୁ ଆସିଲେ । ତା ପରେ ନାନା ପ୍ରକାର ସରୀସୃପ ବା ସାପ ଜାତୀୟ ଓ ବେଙ୍ଗ ଜାତୀୟ ଜୀବ ସୃଷ୍ଟି ହେଲେ । ସେଥିରୁ କ୍ରମେ କ୍ରମେ ନାନା ପ୍ରକାର ଡାଇନୋସର ଓ ଅନ୍ୟାନ୍ୟ ପ୍ରକାରର ଜୀବ ସୃଷ୍ଟି ହୋଇ ଶେଷରେ ମାଙ୍କଡମାନଙ୍କର ଆବିର୍ଭାବ ହେଲା । ଏସବୁ ହେବାକୁ କୋଟି କୋଟି ବର୍ଷ ଲାଗିଥିଲା ବୋଲି ବୈଜ୍ଞାନିକମାନେ କହନ୍ତି । ତା ପରେ ଆସିଲା ମଣିଷ ।
ଅକ୍ସିକୋଡୋନ (ଇଂରାଜୀ ଭାଷାରେ Oxycodone, ଏକ ବିକ୍ରୟ ନାମ ଅକ୍ସିକୋଣ୍ଟିନ/ OxyContin) ଏକ ଓପିଅଏଡ (opioid) ଔଷଧ ଯାହା ମଧ୍ୟମ ଓ ସାଂଘାତିକ ଧରଣ ଯନ୍ତ୍ରଣା (pain) ଲାଘବ ନିମନ୍ତେ ଦିଆଯାଏ । ଏହି ଔଷଧ ପାଟିରେ (by mouth) ଦିଆଯାଏ ଓ ଏହା ତୁରନ୍ତ ବିମୋଚନ (immediate release) ଓ ନିୟନ୍ତ୍ରିତ ବିମୋଚନ (controlled release) ଫର୍ମୁଲାରେ ମିଳେ । ତୁରନ୍ତ କାର୍ଯ୍ୟକ୍ଷମ ଔଷଧ ଦେବାର ୧୫ ମିନିଟ ମଧ୍ୟରେ କଷ୍ଟ ଲାଘବ ଆରମ୍ଭ ହୋଇ ପ୍ରାୟ ୬ ଘଣ୍ଟା ପର୍ଯ୍ୟନ୍ତ କାମ କରେ । ସଂଯୁକ୍ତ ରାଷ୍ଟ୍ରରେ (United Kingdom) ଏହା ଇଞ୍ଜେକସନ (by injection) ଆକାରରେ ମିଳେ । ଅନ୍ୟ ଔଷଧ ଯେପରିକି ପାରାସେଟାମୋଲ ବା ଆସ୍ପିରିନ ସାଥିରେ ମିଶ୍ରିତ ଔଷଧ (Combination product) ଆକାରରେ ମଧ୍ୟ ଏହା ମିଳେ ।ଅକ୍ସିକୋଡୋନର ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ କୋଷ୍ଠକାଠିନ୍ୟ, ଅଇ (nausea), ନିଦ୍ରାଳୁ ଭାବ, ମୁଣ୍ଡ ଓଜନିଆ (dizziness), ଗଲୁ (itching), ଶୁଷ୍କ ପାଟି (dry mouth) ଓ ସ୍ୱେଦ ନିର୍ଗତ (sweating) ଇତ୍ୟାଦି ହୋଇପାରେ । ସାଂଘାତିକ ପ୍ରତିକ୍ରିୟା ହେଲେ ଔଷଧ ନିଶା (addiction), ନ୍ୟୁନ ଶ୍ୱାସକ୍ରିୟା (respiratory depression) ଓ ସ୍ୱଳ୍ପ ରକ୍ତଚାପ (low blood pressure) ଇତ୍ୟାଦି ହୋଇପାରେ । କୋଡିନ (codeine) ପ୍ରତି ଆଲର୍ଜି ଥିଲେ ଅକ୍ସିକୋଡୋନ ପ୍ରତି ମଧ୍ୟ ଆଲର୍ଜି ହୋଇପାରେ । ଗର୍ଭାବସ୍ଥାର ପ୍ରଥମ ଭାଗରେ ଏହା ଅପେକ୍ଷାକୃତ ବିପଦମୁକ୍ତ । ଏହି ଔଷଧ ଦେବା ହଠାତ୍ ବନ୍ଦ କରିଦେଲେ ଓପିଅଏଡ ଉଇଥଡ୍ରାଅଲ (Opioid withdrawal) ହୋଇପାରେ । μ-ଓପିଅଏଡ ରିସେପ୍ଟରକୁ (μ-opioid receptor) ଏହା ସକ୍ରିୟ କରିଦିଏ । ସମ ପରିମାଣର ଅଫିମ (morphine) ଅପେକ୍ଷା ଏହା ୧.୫ଗୁଣା ପ୍ରଭାବ ପକାଇପାରେ ।ଜର୍ମାନୀରେ ସନ ୧୯୧୬ରେ ପ୍ରଥମେ ଥିବେନରୁ (thebaine) ଅକ୍ସିକୋଡୋନ ପ୍ରସ୍ତୁତ କରାଯାଇଥିଲା । ଏହା ଜେନେରିକ ଔଷଧ ନାମରେ (generic medication) ବିକ୍ରୟ ହୁଏ । ସନ ୨୦୧୮ରେ ଯୁକ୍ତରାଷ୍ଟ୍ର ଆମେରିକାରେ ଏହାର ଏକ ଡୋଜର ହୋଲସେଲ ମୂଲ୍ୟ ୦.୩୦ ଆମେରିକୀୟ ଡଲାରରୁ କମ୍ ଥିଲା । ସନ ୨୦୧୬ରେ ଏହାର ୧୪ ନିୟୁତ ପ୍ରେସକ୍ରିପସନ ହୋଇ ୫୪ତମ ସର୍ବାଧିକ ପ୍ରେସକ୍ରିପସନର ମାନ୍ୟତା ପାଇଥିଲା । ଏହା ଏକ ସାଧାରଣ ନିଶାଦ୍ରବ୍ୟ (drug of abuse) ଭାବରେ ବ୍ୟବହାର କରାଯାଏ । ଏହା ସହିତ ନାଲୋକ୍ସୋନ ମିଶ୍ରିତ ନିଶା ନିବାରକ ଅକ୍ସିକୋଡୋନ/ନାଲୋକ୍ସୋନ (combination with naloxone) ଫର୍ମୁଲା ମିଳୁଛି ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଦେବସ୍ନାନ ପୂର୍ଣ୍ଣିମା ପରଦିନଠାରୁ ନେତ୍ରୋତ୍ସବ ପର୍ଯ୍ୟନ୍ତ ଜଗନ୍ନାଥ ମନ୍ଦିରରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରା ଜରରେ ପୀଡ଼ିତ ହୋଇ ଉପଚାର ଘେନୁଥିବାରୁ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତିନାହିଁ । ଏହି କାଳକୁ ଅଣସର ବା ଅନବସର କୁହାଯାଏ । ଦେବସ୍ନାନ ପୂର୍ଣ୍ଣିମା ଦିନ ଦେବସ୍ନାନ ମଣ୍ଡପରେ ଜଗନ୍ନାଥ, ବଳଭଦ୍ର, ଓ ସୁଭଦ୍ରାଙ୍କ ପ୍ରତିମା ଉପରେ ସୁନାକୂଅର ଅଧିବାସ ହୋଇ ରହିଥିବା ୧୦୮ ଗରା ଜଳ ଢଳାହୋଇ ସ୍ନାନ କରାଯାଏ । ଲଗାତର ୨୧ଦିନ ଧରି ନରେନ୍ଦ୍ର ପୋଖରୀରେ ଚାପଖେଳିବା ପରେ ଶ୍ରୀଜୀଉମାନେ ୧୦୮ ଗରା ଜଳରେ ସ୍ନାନ କରିବାରୁ ତାଙ୍କୁ ଜ୍ୱର ହୋଇଛି ବୋଲି ଯାତ୍ରୀମାନଙ୍କୁ କୁହାଯାଏ । ଜ୍ୱର ହେବାପରେ ଶ୍ରୀଜୀଉମାନଙ୍କୁ ଉପଚାର କରିବା ନିମନ୍ତେ ଦଇତାପତି ସେବକ ଓ ଅନ୍ୟ ସେବକମାନେ ଠାକୁରମାନଙ୍କୁ ଅଣସର ଘରକୁ (ଜଗନ୍ନାଥ ମନ୍ଦିରର ଜଗମୋହନରେ ଚନ୍ଦନ ଅର୍ଗଳି ନିକଟରେ ଥିବା ଏକ ସ୍ଥାନ) ନିଅନ୍ତି । ଏହି ସମୟରେ ମହାପ୍ରଭୁଙ୍କ ଦେହରେ ଚୁଆ, କର୍ପୁର, କସ୍ତୁରୀ ଓ ଚନ୍ଦନ ଲେପନ କରାଯିବା ସହ ପାରମ୍ପାରିକ ଉପଚାର କରାଯାଏ । ଅଣସର ଘରେ କେବଳ ଦଇତା ସେବକମାନେ ଅର୍ଥାତ ବିଶ୍ୱାବସୁଙ୍କ ବଂଶଧରମାନେ ସେବାକାର୍ଯ୍ୟ କରନ୍ତି । ବର୍ଷକ ବାର ମାସ ମଧ୍ୟରୁ ପତି ମହାପାତ୍ର ବା ବ୍ରାହ୍ମଣମାନଙ୍କ ସେବା ୧୧ମାସ ଏବଂ ଦଇତାମାନଙ୍କ ସେବା ଏକ ମାସ । ଏହା ଆଷାଢ଼ କୃଷ୍ଣ ପ୍ରତିପଦାରୁ ନୀଳାଦ୍ରୀ ବିଜେ ଯାଏଁ ଚଉଦଦିନ ଧରି କରାଯାଇଥାଏ ।
ଜଗନ୍ନାଥ ମନ୍ଦିର (ବଡ଼଼଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼଼଼ଦେଉଳ ଏବଂ ବଡ଼଼଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ଜଗତର ନାଥ ଶ୍ରୀ ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରା ଓ ସୁଦର୍ଶନଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା, ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ । ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ । ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ । ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରାଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଲଣ୍ଠନ ବିଭିନ୍ନ ପ୍ରକାର ଯେମିତି କିରୋସିନ୍, ପେଟ୍ରୋମାକ୍ସ୍ କିମ୍ବା ବିଦ୍ୟୁତ୍ ଚାଳିତ ଆଲୋକ ଉପକରଣ ହୋଇପାରେ। କିନ୍ତୁ ଓଡି଼ଶାରେ ଲଣ୍ଠନ କହିଲେ ସାଧାରଣତଃ କିରୋସିନ୍ ଚାଳିତ ଲଣ୍ଠନକୁ ବୁଝାଯାଏ। ଲଣ୍ଠନ ଭିତରେ ମହମବତୀ, କିରୋସିନ୍ ସଳିତା, ପେଟ୍ରୋମାକ୍ସ୍ ମେଣ୍ଟଲ୍ କିମ୍ବା ବିଦ୍ୟୁତ୍ ବତୀ ଆଲୋକର ଉତ୍ସ ଭାବରେ ବ୍ୟବହାର ହୋଇଥାଏ। ଖୋଲା ଆଲୋକ ଉତ୍ସ ଯେମିତି ମହମବତୀ କିମ୍ବା ଡିବିରି ବତୀରୁ ଅନେକ ପ୍ରକାରେ ଅଗ୍ନି ବିପତ୍ତି ହେବାର ସମ୍ଭାବନା ଥିବା ବେଳେ ଲଣ୍ଠନ ଏକ ନିରାପଦ ବତୀ ଭାବରେ ବ୍ୟବହାର କରାଯାଇଥାଏ। ପ୍ରକୃତରେ ଲଣ୍ଠନର ଉଦ୍ଭାବନ ନିରାପଦ ଆଲୋକ ପାଇବା ଉଦ୍ଦେଶ୍ୟରେ ହିଁ ହୋଇଥିଲା। ଅଧିକନ୍ତୁ ଘର ବାହାରେ ଲଣ୍ଠନର ଆଲୋକ ଉପରେ ପବନର ପ୍ରଭାବ ବିଶେଷ ନଥାଏ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବିମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
କଲ୍ୟାଣ ଚାଟାର୍ଜୀ (ବଙ୍ଗଳା: কল্যাণ চ্যাটার্জী), ଜଣେ ଭାରତୀୟ ଅଭିନେତା ଯିଏକି ମୁଖ୍ୟତଃ ବଙ୍ଗଳା କଥାଚିତ୍ର ଜଗତରେ କାମ କରିଥିଲେ । ସେ ୪୦୦ରୁ ଅଧିକ ବଙ୍ଗଳା ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି । ସେ ସାବିତ୍ରୀ ଚାଟାର୍ଜୀ, ରଣଜିତ ମଲ୍ଲିକ, ଉତ୍କଳ କୁମାର, ସୁମିତ୍ରା ଚାଟାର୍ଜୀ, ସାନ୍ତୁ ମୁଖୋପାଧ୍ୟାୟ ଏବଂ ଦୀପକାନ ଦେଙ୍କ ଭଳି ଜଣାଶୁଣା ବଙ୍ଗାଳୀ ଅଭିନେତାଙ୍କ ସହ କାମ କରଛନ୍ତି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ମିତାଲି ମଧୁମିତା ଭାରତୀୟ ସେନାର ପ୍ରଥମ ମହିଳା ଅଧିକାରୀ ଅଟନ୍ତି । ସେ ଗ୍ୟାଲେଣ୍ଟ୍ରି ପୁରସ୍କାର ପାଇଛନ୍ତି । ୨୬ ଫେବୃଆରୀ ୨୦୧୦ ମସିହାରେ ଆଫଗାନିସ୍ତାନର କାବୁଲରେ ଆତଙ୍କବାଦୀଙ୍କ ଦ୍ୱାରା ଭାରତୀୟ ଦୂତାବାସ ଉପରେ ହୋଇଥିବା ଆକ୍ରମଣରେ ଦେଖାଯାଇଥିବା ଆଦର୍ଶ ସାହସ ପାଇଁ କର୍ଣ୍ଣେଲ ମିତାଲି ମଧୁମିତା ୨୦୧୧ ମସିହାରେ ସେନା ପଦକ ପାଇଥିଲେ । ଯେତେବେଳେ ଜଣେ ମେଜର ଥିଲେ ସେ ଜାମ୍ମୁ-କାଶ୍ମୀର ଏବଂ ଭାରତର ଉତ୍ତର-ପୂର୍ବ ରାଜ୍ୟଗୁଡିକରେ ଅସ୍ତ୍ରୋପ୍ରଚାର କରିଥିଲେ । କର୍ଣ୍ଣେଲ ମଧୁମିତା ଆକ୍ରମଣରେ ଆସିଥିବା ଭାରତୀୟ ଦୂତାବାସକୁ ଯାଇ ଅନେକ ଆହତ ସାଧାରଣ ନାଗରିକ ଏବଂ ସେନା କର୍ମଚାରୀଙ୍କୁ ଆବର୍ଜନାରୁ ଉଦ୍ଧାର କରିଥିଲେ । ୨୦୧୦ ମସିହାରେ କାବୁଲ ଦୂତାବାସ ଆକ୍ରମଣରେ ୭ ଜଣ ଭାରତୀୟଙ୍କ ସମେତ ପ୍ରାୟ ୧୯ ଜଣ ଲୋକଙ୍କର ମୃତ୍ୟୁ ହୋଇଥିଲା ।
ଶାନ୍ତନୁ ଆଚାର୍ଯ୍ୟ (ଜନ୍ମ: ୧୫ ମଇ ୧୯୩୩) ଜଣେ ଓଡ଼ିଆ ଗାଳ୍ପିକ, ଔପନ୍ୟାସିକ ଓ ଶିଶୁ ସାହିତ୍ୟିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ । ଶାନ୍ତନୁ ପ୍ରଥମେ ସମ୍ବଲପୁରର ଓରିଏଣ୍ଟ କାଗଜ କଳରେ କେମିଷ୍ଟ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହେବା ପରେ ୧୯୫୮ ମସିହା ଜାନୁଆରୀ ୩ତାରିଖରେ ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ, ପାରଳାଖେମୁଣ୍ଡିର ରସାୟନ ବିଭାଗରେ ଅଧ୍ୟାପକ ଭାବେ ଯୋଗ ଦେଇଥିଲେ । ତା'ଙ୍କ ସହ ସେହି ଦିନ ମହାପାତ୍ର ନୀଳମଣି ସାହୁ ମଧ୍ୟ ଓଡ଼ିଆ ବିଭାଗର ଅଧ୍ୟାପକ ଭାବେ ସେହି ମହାବିଦ୍ୟାଳୟରେ କାର୍ଯ୍ୟାରମ୍ଭ କରିଥିଲେ ।
ଦ୍ରୌପଦୀ ମୁର୍ମୁ (ଜନ୍ମ: ୨୦ ଜୁନ ୧୯୫୮) ଜଣେ ଭାରତୀୟ ରାଜନୀତିଜ୍ଞା ଓ ଭାରତର ୧୫ତମ ତଥା ବର୍ତ୍ତମାନର ରାଷ୍ଟ୍ରପତି । ଭାରତର ରାଷ୍ଟ୍ରପତି ହେବାରେ ସେ ପ୍ରଥମ ଆଦିବାସୀ । ସେ ଭାରତୀୟ ଜନତା ପାର୍ଟିର ଦଳୀୟ ପ୍ରାର୍ଥୀ ଭାବେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରୁ ଦୁଇଥର (୨୦୦୦ ଏବଂ ୨୦୦୪ରେ) ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ଝାଡ଼ଖଣ୍ଡର ରାଜ୍ୟପାଳ (୨୦୧୫-୨୦୨୧) ଭାବରେ କାର୍ଯ୍ୟ କରିଥିଲେ । ବିଜୁ ଜନତା ଦଳ ଏବଂ ଭାରତୀୟ ଜନତା ପାର୍ଟିର ସଂଯୁକ୍ତ ଶାସନ ବେଳେ ସେ ବାଣିଜ୍ୟ ଏବଂ ଗମନାଗମନ ବିଭାଗର ସ୍ୱାଧୀନ ମନ୍ତ୍ରୀ ଭାବେ ୨୦୦୦ ମାର୍ଚ୍ଚ ୬ରୁ ୨୦୦୨ ଅଗଷ୍ଟ ୬ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ ଏବଂ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗରେ ମନ୍ତ୍ରୀ ଭାବେ ୨୦୦୨ ଅଗଷ୍ଟ ୬ରୁ ୨୦୦୪ ମଇ ୧୬ ପର୍ଯ୍ୟନ୍ତ କାର୍ଯ୍ୟକରିଥିଲେ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ରତ୍ନାକର ଚଇନି( ୨୫ ଅଗଷ୍ଟ ୧୯୪୫ - ୧୮ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ନାଟ୍ୟକାର, ଗାଳ୍ପିକ ଓ ଔପନ୍ୟାସିକ ଓ ସମାଲୋଚକ ଥିଲେ । ଲେଖନୀ ଚାଳନା ସହ ଜଣେ ସାହିତ୍ୟ ସଂଗଠକ ଓ ଶିକ୍ଷାବିତ ଭାବେ ସେ ନିଜକୁ ପ୍ରତିଷ୍ଠିତ କରିଥିଲେ । ୨୦୧୦ ମସିହାରେ ସଂସ୍କାର ଭାରତୀ ଓ ଉତ୍କଳ ସାହିତ୍ୟ ସମାଜର ଅଧ୍ୟକ୍ଷ କାର୍ଯ୍ୟ ତୁଲାଇଥିଲେ । ତାଙ୍କର ଏଯାବତ ୧୧୧ ଖଣ୍ଡ ପୁସ୍ତକ ପ୍ରକାଶ ପାଇସାରିଛି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
କୃଷ୍ଣ ହିନ୍ଦୁ ଦେବତା ଓ ଭଗବାନ ବିଷ୍ଣୁଙ୍କ ଅବତାର। କୃଷ୍ଣ ଅନ୍ୟ ହିନ୍ଦୁ ଦେବାଦେବୀଙ୍କଠାରୁ ଅଧିକ ଆଦରଣୀୟ ଏବଂ ଲୋକପ୍ରିୟ ଦେବତା ମଧ୍ୟରେ ଅନ୍ୟତମ। ଅବତାର ଅର୍ଥ ଅବତୀର୍ଣ୍ଣ ହେବା,ଭକ୍ତମାନଙ୍କୁ ଦିବ୍ୟାନନ୍ଦ ପ୍ରଦାନ ନିମିତ୍ତ ଓ ଭଗବତ ଧର୍ମ ଠିକ ସ୍ଥାନରେ ଲାଗି ଦେବକୀଙ୍କ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ଶଙ୍ଖ,ଚକ୍ର,ଗଦା,ପଦ୍ମଧାରୀ ସ୍ୱରୂପରେ ମାତାପିତାଙ୍କୁ ଦର୍ଶନ ଦେଇଥିଲେ। ବାଳକ ରୂପରେ ଲୀଳା ଛଳରେ ଦୈତ୍ୟମାନଙ୍କୁ ସ୍ୱଧାମକୁ ପଠେଇ ପୃଥିବୀର ପାପ ଭାର ଲାଘବ କରିଥିଲେ। ବ୍ରହ୍ମା,ଶଙ୍କର ସନକାଦି ମୂନିଋଷିଙ୍କର ପୂଜ୍ୟ ହୋଇମଧ୍ୟ ସାଧାରଣ ବାଳକ ପରି ଲୀଳା କରୁଥିଲେ।
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭାଦ୍ୱାରା ନିର୍ମିତ) । ଏହା ଲୋକଙ୍କଦ୍ୱାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ମାସିକଧର୍ମ ଦିବସ ଏକ ମାସିକ ସଚେତନ ଦିବସ ମଧ୍ୟ। ପ୍ରତି ବର୍ଷ ମେ ୨୮ରେ ପାଳିତ ହୁଏ ମାସିକଧର୍ମ ଦିବସ। ମାସିକଧର୍ମ ସ୍ୱଚ୍ଛତାକୁ ଗୁରୁତ୍ୱ ଦେବା ହେଉଛି ଏହାର ପ୍ରମୁଖ ଲକ୍ଷଣ । ଜର୍ମାନର ଏକ ବେସରକାରୀ ସଂସ୍ଥା ଓ୍ୱାସ୍ ୟୁନାଇଟେଡ୍ଦ୍ୱାରା ଏହା ୨୦୧୪ରେ ଅାରମ୍ଭ କରାଯାଇଥିଲା । ତେବେ ଏ କ୍ଷେତ୍ରରେ ସଚେତନ ସୃଷ୍ଟି କରିବାକୁ ପ୍ରଥମ ଥର ପାଇଁ ଅଣ୍ଟା ଭିଡ଼ିଥିଲେ ଜର୍ମାନର କେତେକ ବେସରକାରୀ ସଂଗଠନ । ବିଶ୍ୱବ୍ୟାପୀ ମହିଳା ଓ ଝିଅମାନଙ୍କୁ ଏହି ସମ୍ବନ୍ଧୀୟ ସୁବିଧା ସୁଯୋଗ ଯୋଗାଇବା ଥିଲା ଏହାର ମୂଳ ଉଦ୍ଦେଶ୍ୟ । ମାସିକଧର୍ମ ସ୍ୱଚ୍ଛତା ଦିବସକୁ ୨୭୦ରୁ ଅଧିକ ବିଶ୍ୱ ଭାଗୀଦାରିର ସମର୍ଥନ ପ୍ରାପ୍ତ ହୋଇସାରିଛି । ଯେଉଁମାନେ କି ଏମ୍.ଏଚ୍ .ଏମ୍କୁ ପ୍ରାଥମିକତା ଦେବା ପାଇଁ ନିଜକୁ ଉତ୍ସର୍ଗୀକୃତ କରିଛନ୍ତି ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ । ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ସେଥିରୁ ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ବସନ୍ତ କୁମାରୀ ପଟ୍ଟନାୟକ (୧୫ ଡିସେମ୍ବର ୧୯୨୩ - ୨୯ ମାର୍ଚ୍ଚ ୨୦୧୩) ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ପ୍ରାପ୍ତ ଜଣେ ଓଡ଼ିଆ ସାହିତ୍ୟିକା । ଅମଡ଼ାବାଟ, ଚୋରାବାଲି, ଅଲିଭାଚିତା, ପାଲଟା ଢେଉ ଆଦି ତାଙ୍କର ଜଣାଶୁଣା ରଚନା ।ବସନ୍ତ କୁମାରୀ ୧୯୨୩ ମସିହା ଡିସେମ୍ବର ୧୫ ତାରିଖରେ କଟକର ତେଲେଙ୍ଗାବଜାରଠାରେ ଜନ୍ମଗ୍ରହଣ କରିଥିଲେ । ଶ୍ରୀବତ୍ସ ପଟ୍ଟନାୟକ ଓ ସୁନ୍ଦରମଣୀ ପଟ୍ଟନାୟକ ଥିଲେ ତାଙ୍କର ପିତା ଓ ମାତା । ସେ ଅର୍ଥନୀତିରେ ସ୍ନାତକୋତ୍ତର ଲାଭ କରିଥିଲେ ମଧ୍ୟ, ସାହିତ୍ୟକୁ ସମୟ ନଦେଇପାରିବାର ଆଶଙ୍କା ଯୋଗୁଁ ଚାକିରି କରିନଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ
ଭାରତ ଏକ ସଂଗଠିତ ଗଣରାଜ୍ୟ ଏହା ଅଠେଇସିଟି ରାଜ୍ୟ ଓ ଆଠଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭାଜିତ ହୋଇଛି । ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପୁନର୍ବାର ଜିଲ୍ଲା ଆଦିରେ ଉପବିଭାଜିତ ହୋଇଛନ୍ତି । .
ଭାଷା ହେଉଛି ଯୋଗାଯୋଗର ଜଟିଳ ପ୍ରଣାଳୀକୁ ଶିଖିବା ଓ ବ୍ୟବହାର କରିବା ପାଇଁ ଥିବା ମନୁଷ୍ୟର ସାମର୍ଥ୍ୟ ଏବଂ ଗୋଟିଏ ଭାଷା ହେଉଛି ଏହି ଜଟିଳ ଯୋଗାଯୋଗ ପ୍ରଣାଳୀର ଏକ ଉଦାହରଣ । ପୃଥିବୀରେ ସର୍ବମୋଟ କେତେ ଭାଷା ଅଛି ଏକଥା ସଠିକ ଭାବେ କହିବା ସମ୍ଭବ ନୁହେଁ ଏବଂ ଏହି ସଂଖ୍ୟା ଭାଷା (language) ଓ ଲୋକଭାଷା (dialects) ମଧ୍ୟରେ ସୂକ୍ଷ୍ମ ପ୍ରଭେଦ ଉପରେ ନିର୍ଭର କରେ । ତଥାପି ଆକଳନ କରାଯାଇଛି ଯେ ଏହି ସଂଖ୍ୟା ୬୦୦୦ରୁ ୭୦୦୦ ହେବ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱରଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧୀନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ମହାକାଳେଶ୍ୱର , ଭାରତବର୍ଷର ବିଭିନ୍ନ ଅଞ୍ଚଳରେ ଅବସ୍ତିତ ଦ୍ୱାଦଶ ଜ୍ୟୋତିର୍ଲିଙ୍ଗ ମଧ୍ୟରେ ଅନ୍ୟତମ । ମଧ୍ୟ ପ୍ରଦେଶର ଶିପ୍ରାନଦୀ ତୀରବର୍ତ୍ତି ଉଜ୍ଜୟିନୀ ବା ଧାରାନଗରୀରେ ରୁଦ୍ରସାଗର ହ୍ରଦତୀରରେ ଏହି ମନ୍ଦିର ଅବସ୍ତିତ। ଏଠାରେ ଶିବଲିଙ୍ଗ ସ୍ୱୟଂମ୍ଭୁ ରୂପେ ପରି ପ୍ରକାଶ ହୋଇଥିବା ବିଶ୍ୱାସ କରାଯାଏ । ଏଠାରେ ମହାକାଳେଶ୍ୱର ଦକ୍ଷିଣମୂଖୀ ହୋଇଥିବାରୁ ,ତାଙ୍କୁ ଦକ୍ଷିଣମୂର୍ତ୍ତି ମଧ୍ୟ କୁହାଯାଏ ।
କେଶବ କୋଇଲି ଏକ ଓଡ଼ିଆ କୋଇଲି ବା ପଦାବଳୀ । ଏହା ୧୩ଶ ଶତକରେ ପୁରାତନ କବି ମାର୍କଣ୍ଡ ଦାସ ରଚନା କରିଥିଲେ । ଏହାକୁ ଓଡ଼ିଆରେ ରଚିତ ପ୍ରଥମ ମାନକ ସାହିତ୍ୟ ରଚନା ବୋଲି ଗଣନା କରାଯାଏ । ଏହି ଚଉତିଶାରେ "କ"ରୁ ଆରମ୍ଭ ହୋଇ "କ୍ଷ" ଯାଏଁ ଚଉତିରିଶ ଗୋଟି ପଦାବଳୀ ରହିଛି । ପରେ ଜଗନ୍ନାଥ ଦାସ ଏହାର ଧର୍ମତାତ୍ତ୍ୱିକ ବ୍ୟାଖ୍ୟା କରି ଅର୍ଥ କୋଇଲି ରଚନା କରିଥିଲେ । ଓଡ଼ିଆ ସାହିତ୍ୟର ସର୍ବପୁରାତନ ରଚନା ଭାବେ ଜଣା ଶିଶୁ ବେଦ ଓ ସପ୍ତାଙ୍ଗ ସାରଳା ଦାସଙ୍କ ପୁରାତନ ଓଡ଼ିଆ ରଚନା ଓ ମାର୍କଣ୍ଡ ଦାସଙ୍କ ରଚନାରେ ଥିବା ଓଡ଼ିଆ ମଧ୍ୟରେ ସଂଯୋଗ ଦର୍ଶାଇଥାଆନ୍ତି ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ପୌରାଣିକ ମତେ ହନୁମାନ ସୁଗ୍ରୀବଙ୍କ ଭଣଜା ଓ ରାମଚନ୍ଦ୍ରଙ୍କ ଶ୍ରେଷ୍ଠ ଭକ୍ତଭାବେ ପରିଚିତ । ଏହାଙ୍କ ମାତାଙ୍କ ନାମ ଅଞ୍ଜନା; ଏ ବାୟୁଦେବତାଙ୍କ ପୁତ୍ର । ଏ ପ୍ରଥମେ ବାଳିଙ୍କର ସେନାପତି ଥିଲେ, ପରେ ବାଳିଙ୍କର ରାଜ୍ୟରୁ ବିତାଡ଼ନ ପରେ ଏ ସୁଗ୍ରୀବଙ୍କର ପାରିଷଦ ହେଲେ ସୀତାହରଣ ପରେ ରାମଚନ୍ଦ୍ରଙ୍କର ସୁଗ୍ରୀବଙ୍କ ସଙ୍ଗେ ମିତ୍ରତା ହେବାରୁ ଏ ସୀତାଙ୍କୁ ଠାବ କରିବାକୁ ଦୂତରୂପେ ଦକ୍ଷିଣକୁ ଯାଇ ଲଙ୍କାରେ ଅଶୋକବନରେ ସୀତାଙ୍କୁ ଠାବ କରି, ତାଙ୍କୁ ଶ୍ରୀରାମଙ୍କ ସଂବାଦ ଦେଇ, ତାଙ୍କଠାରୁ ଲେଉଟ ସଂବାଦ ଓ ସଂଙ୍କେତ ଆଣି ଶ୍ରୀରାମଙ୍କୁ ଦେଇଥିଲେ । ଏ ଅତ୍ୟନ୍ତ ବଳଶାଳୀ ଥିଲେ ଓ ଭାରତବର୍ଷରୁ ଲଙ୍କାକୁ ଡେଇଁଥିଲେ ଲକ୍ଷ୍ମଣଙ୍କ ଶକ୍ତିଭେଦ ହେବାରୁ ଏ ଅମରଔଷଧି ଆଣିବାକୁ ଯାଇ ଗନ୍ଧମାର୍ଦ୍ଦନ ପର୍ବତକୁ ଉପାଡ଼ି ନିଜ ମୁଣ୍ଡରେ ବୋହି ଲଙ୍କାକୁ ଆଣିବାରୁ ଲକ୍ଷ୍ମଣଙ୍କର ପ୍ରାଣରକ୍ଷା ହେଲା । ଏ ରାବଣଙ୍କ ରାକ୍ଷସ ସେନା ସଙ୍ଗେ ଖୁବ୍ ବୀରତା ସହକାରେ ୟୁଦ୍ଧ କରି ଥିଲେ ରାମଚନ୍ଦ୍ର ଦେହ ତ୍ୟାଗ କରିବା ସମଯରେ ଏହାଙ୍କୁ ଅମରବର ଦେଇଥିଲେ । କଥିତ ଅଛି ଯେ, ଲଙ୍କା ପୋଡ଼ିବା ପରେ ହନୁମାନ୍ ନିଜ ଲାଙ୍ଗୁଡ଼ରେ ଜଳୁଥିବା ନିଆଁକୁ ହାତରେ ଓ ଗୋଡ଼ରେ ମଳି ଲିଭାଇ ଦେଇ ସେହି କରତଳକୁ ମୁଁହରେ ବୋଳି ଦେବାରୁ ତାଙ୍କ ମୁହଁ କଳା ପଡ଼ିଗଲା ଓ ତଦବଧି ତାଙ୍କ ବଂଶଧରମାନେ (ହନୁମାଙ୍କଡ଼) ମୁହଁପୋଡ଼ା ବାନ୍ଦର ହେଲେ । ଦ୍ୱାପର ଯୁଗରେ ଭୀମଙ୍କ ସଙ୍ଗେ ଗନ୍ଧମାର୍ଦ୍ଦନ ପର୍ବତରେ ଏହାଙ୍କର ଭେଟ ହୋଇଥିଲା । ହିନ୍ଦୁମାନେ ଏହାଙ୍କୁ 'ମହାବୀର' ଠାକୁର ରୁପରେ ପୁଜା କରନ୍ତି ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଗୋପାଳ ଛୋଟରାୟ (୨୦ ଅପ୍ରେଲ ୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ସମ୍ମାନିତ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।
ବାଉରୀବନ୍ଧୁ କର (୧୨ ସେପ୍ଟେମ୍ବର ୧୯୫୧- ୧୮ ସେପ୍ଟେମ୍ବର ୨୦୨୦), ଜଣେ ଓଡ଼ିଆ ସାହିତ୍ୟିକ ଓ ସମାଲୋଚକ ଥିଲେ । ବୃତ୍ତିରେ ସେ ଜଣେ ଅଧ୍ୟାପକ ଥିଲେ । ସେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ପିଜି କାଉନସିଲର ଅଧ୍ୟକ୍ଷ ଭାବରେ କାର୍ଯ୍ୟ କରିଥିଲେ ।ବାଉରୀବନ୍ଧୁ, ପିଲାଦିନୁ ଜଣେ ମେଧାବୀ ଛାତ୍ର ଥିଲେ । ଉତ୍କଳ ବିଶ୍ୱବିଦ୍ୟାଳୟରୁ ସେ ଓଡ଼ିଆରେ ସ୍ନାତକ ଓ ସ୍ନାତକୋତ୍ତର ଶିକ୍ଷାଗ୍ରହଣ କରିଥିଲେ । ଉଭୟ ପରୀକ୍ଷାରେ ସେ ଶ୍ରେଷ୍ଠସ୍ଥାନ ଅଧିକାର କରି ସ୍ୱର୍ଣ୍ଣପଦକ ଲାଭ କରିଥିଲେ । ୧୯୭୬ ମସିହାରୁ ସେ ଅଧ୍ୟାପକ ଭାବରେ କାର୍ଯ୍ୟାରମ୍ଭ କରିଥିଲେ । ଯାଜପୁରର ଏନ୍.ସି କଲେଜ୍, କଟକର ଜେ.କେ.ବି.କେ କଲେଜ, ଭଦ୍ରକ କଲେଜ, କେନ୍ଦୁଝର କଲେଜ ଆଦିରେ ସେ ଅଧ୍ୟାପନା କରି ସେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ପିଜି କାଉନସିଲର ଅଧ୍ୟକ୍ଷ ଭାବରେ ଅବସର ଗ୍ରହଣ କରିଥିଲେ ।
ଜଗନ୍ନାଥ ମନ୍ଦିରରେ ପାଳିତ ଦୈନିକ ନୀତି ମଧ୍ୟରୁ ଏକ ନୀତି ପହଡ଼, ପହୁଡ଼ ବା ଶୟନ ନୀତି । ଏକ ଛୋଟିଆ ପଲଙ୍କ ଉପରେ ଜଗନ୍ନାଥଙ୍କୁ ଶୁଆଇଦିଆଯାଇଥାଏ । ନୀତି ଠାକୁରମାନଙ୍କ ପ୍ରାୟ୨୨ଟି ନୀତି ମଧ୍ୟରେ ଏହି ନୀତି ହେଉଛି ଶେଷ ନୀତି । ବଡ଼ ଦେଉଳରେ ବିଭିନ୍ନ ଯାନିଯାତ୍ରା ଓ ନୀତି ପାଇଁ ସ୍ୱତନ୍ତ୍ର ବିଗ୍ରହମାନ ରହିଛନ୍ତି । ସେହିପରି ଜଗନ୍ନାଥଙ୍କ ପହଡ଼ ପାଇଁ ମଧ୍ୟ ସ୍ୱତନ୍ତ୍ର ଶୟନ ପ୍ରତିମା ଅଛନ୍ତି ।
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।
ଭରତ, ଭାରତୀୟ ମହାକାବ୍ୟ ରାମାୟଣରେ ଚିତ୍ରିତ ହୋଇଥିବା ଏକ ଚରିତ୍ର । ରାମାୟଣର ବର୍ଣ୍ଣନା ଅନୁଯାୟୀ, ଭରତ ଥିଲେ ରାଜା ଦଶରଥଙ୍କ ଦ୍ୱିତୀୟ ପୁତ୍ର । ତାଙ୍କ ମାତା ଥିଲେ କୈକେୟୀ । ରାମ, ଲକ୍ଷ୍ମଣ ଏବଂ ଶତୃଘ୍ନ ତାଙ୍କର ଅନ୍ୟ ଭାଇମାନେ ଥିଲେ । ରାମାୟଣ ଅନୁଯାୟୀ ରାମ, ବିଷ୍ଣୁଙ୍କର ସପ୍ତମ ଅବତାର ହୋଇଥିବାବେଳେ ଲକ୍ଷ୍ମଣ, ଭରତ ଏବଂ ଶତୃଘ୍ନଙ୍କୁ ଯଥାକ୍ରମେ ଶେଷନାଗ, ଶଙ୍କର ଏବଂ ସୁଦର୍ଶନ ଚକ୍ରର ଅବତାର ଭାବରେ ବିବେଚନା କରାଯାଏ ।ଭାରତରେ ଏକମାତ୍ର କେରଳରେ ଭରତଙ୍କୁ ପୂଜା କରାଯିବା ପରମ୍ପରା ରହିଛି ଏବଂ ଏହି ଉପଲକ୍ଷେ ଭରତଙ୍କୁ ସମର୍ପିତ ଏକ ମନ୍ଦିର କେରକରେ ରହିଛି ।
'ତବସୁମ୍ ଫାତିମା ହାସିମ୍ (ଜନ୍ମ: ୪ ନଭେମ୍ବର ୧୯୭୧), ଜଣେ ଭାରତୀୟ କଥାଚିତ୍ର ଅଭିନେତ୍ରୀ ଯେ କଥାଚିତ୍ର ଜଗତରେ ତବୁ ନାମରେ ପରିଚିତ । ତବୁ ମୁଖ୍ୟତଃ ହିନ୍ଦୀ କଥାଚିତ୍ରରେ ଅଭିନୟ କରନ୍ତି । ସେ ହିନ୍ଦୀ କଥାଚିତ୍ର ବ୍ୟତୀତ ଇଂରାଜୀ, ତେଲୁଗୁ, ତାମିଲ, ମାଲାୟଲମ୍, ମରାଠି ଏବଂ ବଙ୍ଗାଳୀ ଚଳଚ୍ଚିତ୍ରରେ ଅଭିନୟ କରନ୍ତି । ତବୁ ଦୁଇଥର ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଛନ୍ତି । ଏଥି ସହ ସେ ୬ଥର ଫିଲ୍ମଫେୟାର ପୁରସ୍କାର ପାଇଛନ୍ତି ଯେଉଁଥିରେ ୪ଟି କ୍ରିଟିକ୍ସଙ୍କ ପସନ୍ଦର ଶ୍ରେଷ୍ଠ ଅଭିନେତ୍ରୀ ସମ୍ମାନ ପାଇଛନ୍ତି । ୨୦୧୧ରେ ତବୁଙ୍କୁ ଭାରତ ସରକାରଙ୍କ ତରଫରୁ ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରାଯାଇଥିଲା ।ତବୁ ହୁ ତୁ ତୁ, ମାଚିସ୍, ବିରାସତ୍, ଚାନ୍ଦିନି ବାର୍, ଚିନି କମ୍, ହାଇଦର୍, ଦୃଶ୍ୟମ୍, ଫିତୁର୍, ଫନା, ବିବି ନଂ-୧, ହମ୍ ସାଥ୍ ସାଥ୍ ହେ ଭଳି ସଫଳ ଚଳଚ୍ଚିତ୍ରରେ ଅଭିନୟ କରିଥିଲେ । ଇଂରାଜୀ ଚଳଚ୍ଚିତ୍ର ଲାଇଫ୍ ଅଫ୍ ପାଇ, ଦ ନମସେକ୍, ଆଙ୍ଗ ଲିରେ ଅଭିନୟ କରିଥିଲେ ।
ଗୌରୀ ଦେବୀ (୧୪ ଅପ୍ରେଲ ୧୯୨୦ – ୨୯ ଜୁନ ୧୯୮୮; ଗୌରୀ ବାଇ ଭାବରେ ମଧ୍ୟ ଜଣା) ଜଣେ ରାଜସ୍ଥାନୀ ଲୋକଗୀତ ଗାୟିକା ଥିଲେ । ସେ ମଣ୍ଡ ଗାୟନ ଶୈଳୀରେ ଲୋକଗୀତ ଗାଇବା ପାଇଁ ଜଣାଶୁଣା ଥିଲେ । ସେ ମଣ୍ଡ ଶୈଳୀ ବ୍ୟତୀତ ଠୁମରୀ, ଭଜନ ଏବଂ ଜଗଲ ଆଦି ଗାଉଥିଲେ । ସେ ରାଜସ୍ଥାନର ମାରୁ କୋକିଳ ମଧ୍ୟ ଜାଣିଥିଲେ । ରାଜସ୍ଥାନୀ ସଙ୍ଗୀତରେ ତାଙ୍କର ଅବଦାନ ପାଇଁ ରାଜସ୍ଥାନ ସରକାର ତାଙ୍କୁ ୨୦୧୩ ମସିହାରେ ରାଜସ୍ଥାନ ରତ୍ନ ସମ୍ମାନରେ ସମ୍ମାନିତ କରିଥିଲେ ।
ଗୋକୁଳାନନ୍ଦ ମହାପାତ୍ର (୨୪ ମଇ ୧୯୨୨ - ୧୦ ଜୁଲାଇ, ୨୦୧୩) ଜଣେ ଓଡ଼ିଆ ବୈଜ୍ଞାନିକ ଓ ବିଜ୍ଞାନ ଲେଖକ ଥିଲେ । ୧୯୨୨ ମସିହା ମଇ ୨୪ ତାରିଖରେ ଭଦ୍ରକ ସହର ଅନ୍ତର୍ଗତ କୁଆଁସଠାରେ ଜନ୍ମଗ୍ରହଣ କରିଥିବା ଡଃ. ମହାପାତ୍ର ନିଜ ଗାଁ ସ୍କୁଲରୁ ପ୍ରାଥମିକ ଶିକ୍ଷା, ନାରାୟଣ ଚନ୍ଦ୍ର ଓ ଭଦ୍ରକ ହାଇସ୍କୁଲରୁ ମ୍ୟାଟ୍ରିକ ପାସ କରିବା ପରେ ରେଭେନ୍ଶା କଲେଜରୁ ରସାୟନ ବିଜ୍ଞାନରେ ସମ୍ମାନ ସହିତ ବି.ଏସ୍ସି. ଏବଂ କଲିକତାର ପ୍ରେସିଡେନ୍ସି କଲେଜରୁ ଏମ୍.ଏସ୍ସି ପାସ କରିଥିଲେ । ଉଚ୍ଚଶିକ୍ଷା କ୍ଷେତ୍ରରେ ତାଙ୍କ ଶ୍ୱଶୁର ଭଦ୍ରକ ଜିଲ୍ଲାର ଭୂୟାଁୱ୍ୟାସର ଜମିଦାର ସ୍ୱର୍ଗତଃ ବିନୋଦ ବିହାରୀ ରାୟଙ୍କ ସାହାଯ୍ୟ ଉଲ୍ଲେଖନୀୟ । ୧୯୫୮ ମସିହାରେ ସେ ପି.ଏଚ୍ଡି.
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।