ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
'ରବୀନ୍ଦ୍ରନାଥ ଠାକୁର ' ( (listen); ଛାଞ୍ଚ:IPA-bn), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିତ, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା । ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା ।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା' ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ । ରବୀନ୍ଦ୍ରନାଥଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ, ୧୩ଟି ଉପନ୍ୟାସ, ୩୬ଟି ପ୍ରବନ୍ଧ, ୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି । ଗୀତାଞ୍ଜଳିର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ, ତାଜା, ସୁମଧୁର କବିତା; ୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇଂରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କଦ୍ୱାରା ରଚିତ ସଂଗୀତ ୨ଟି ଦେଶ, ନିଜ ନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି: ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା" । ଶ୍ରୀଲଙ୍କାର ଜାତୀୟ ସଂଗୀତ ମଧ୍ୟ ଟାଗୋରଙ୍କଠାରୁ ପ୍ରେରଣା ଲାଭ କରିଥିଲା । ଗୋଟେ ପିରାଲୀ ବ୍ରାହ୍ମଣ କଲିକତାର ପୈତୃକ ସମ୍ଭ୍ରାନ୍ତ ଶ୍ରେଣୀର ଲୋକ ଜେସର ସହର ସହ ସମ୍ପର୍କିତ, ସେ ଯେତେବେଳେ ୮ବର୍ଷ ବୟସର ହେଇଥିଲେ ସେତେବେଳେ ସେ ଲେଖା ଆରମ୍ଭ କରିଥିଲେ । ଷୋହଳ ବର୍ଷ ବୟସରେ, ସେ ଭାନୁସିଂହ ନାମକ ଛଦ୍ମ ନାମ ଉପଯୋଗ କରି ନିଜର କବିତାକୁ ଉନ୍ମୋଚନ କରିଥିଲେ । ସେହି କବିତାଗୁଡିକୁ ସାହିତ୍ୟିକ ମହଲରୁ ଅନେକ ପ୍ରଶଂସା କରାଯାଇଥିଲା । ଅନୁବାଦରେ ତାଙ୍କ କବିତା ଅଧ୍ୟତ୍ମିକ ଓ ସୁଲଳିତ ଥିଲା,କିନ୍ତୁ ତାଙ୍କର ରୁଚିପୂର୍ଣ ଗଳ୍ପ ଓ ସୁମଧୁର କବିତା ବହୁତ ସମୟ ପର୍ଯ୍ୟନ୍ତ ବଙ୍ଗଳା ବାହାରେ ଜଣା ନ ଥିଲା ।୧୮୭୭ ମସିହାରେ ସେ ନିଜେ ଛୋଟ ଗଳ୍ପ ଓ ନାଟକ ନିଜ ନାମରେ ପ୍ରକାଶନ କରି ଥିଲେ । ସେ ଜଣେ ମାନବବାଦୀ, ଭୌମିକତା, ଅନ୍ତରାଷ୍ଟ୍ରୀୟବେଦୀ ଥିଲେ । ସେ ବ୍ରିଟିଶ ଶାସନର ନିନ୍ଦା ଓ ଭାରତର ସ୍ୱଧୀନ ପାଇଁ ଓକିଲାତି କରୁଥିଲେ । ବଙ୍ଗଳା ପୁନଃଜାଗରଣ ର ପ୍ରତିବାଦକ ରୂପରେ ,ସେ ଚିତ୍ର, ଚିତ୍ରାଙ୍କନ , ୧୦୦ ବହି, କିଛି ୨୦୦୦ ସଂଖ୍ୟକ କବିତା, ଇଚ୍ଛାପତ୍ର ସାମିଲ ଥିଲା, ତାଙ୍କଦ୍ୱାରା ବିଶ୍ୱ ଭାରତୀୟ ବିଶ୍ୱବିଦ୍ୟାଳୟ ସ୍ଥାପିତ ହୋଇଥିଲା ।
ଆଲଫ୍ରେଡ ବର୍ଣ୍ଣାର୍ଡ ନୋବେଲ (ସ୍ୱେଡିସ ଉଚ୍ଚାରଣ: [ˈɑlfred noˈbɛl]) ହେଉଛନ୍ତି ଜଣେ ସ୍ୱେଡିସ ରସାୟନଶାସ୍ତ୍ରୀ, ଯନ୍ତ୍ରୀ ତଥା ଅସ୍ତ୍ରଶସ୍ତ୍ର ନିର୍ମାଣକାରୀ । ସେ ବୋଫୋର୍ସ କମ୍ପାନୀର ପୂର୍ବତନ ମାଲିକଥିଲେ । ତାଙ୍କର ୩୫୦ରୁ ଅଧିକ ପ୍ୟାଟେଣ୍ଟ ରହିଛି ସେଥିମଧ୍ୟରୁ ଡିନାମାଇଟ୍ ହେଉଛି ସବୁଠାରୁ ପରିଚିତ ଉଦ୍ଭାବନ। ସେ ତାଙ୍କ ଜୀବନକାଳରେ ଆୟର ଅଧିକାଂଶ ନୋବେଲ ଏକାଡେମୀ ଗଠନରେ ଲଗାଇଦେଇଥିଲେ। ଆଧୁନିକ କମ୍ପାନୀ ଡାଇନାମାଇଟ ନୋବେଲ ଓ ଆକ୍ଜୋ ନୋବେଲ ହେଉଛନ୍ତି ନୋବେଲ ପ୍ରତିଷ୍ଠା କରିଥିବା କମ୍ପାନୀର ବଂଶଜ।
ବେଗମ ଅଖତର ଙ୍କ ନାମରେ ପ୍ରସିଦ୍ଧ, ଅଖତରୀ ବାଈ ଫେଜାବାଦୀ (୭ ଅକ୍ଟୋବର ୧୯୧୪ - ୩୦ ଅକ୍ଟୋବର ୧୯୭୪) ଭାରତର ପ୍ରସିଦ୍ଧ ଗାୟିକା ଥିଲେ , ଯାହାଙ୍କୁ ଦାଦର, ଠୁମାରୀ, ଗଜଲ ଆଦିରେ ମହାରଥୀ ହାସିଲ କରିଥିଲେ । ତାଙ୍କୁ କଳା କ୍ଷେତ୍ରରେ ଭାରତ ସରକାର ପ୍ରଥମେ ପଦ୍ମଶ୍ରୀ ତଥା ୧୯୭୫ ମସିହାରେ ମରଣୋପରାନ୍ତ ପଦ୍ମ ଭୂଷଣ ସମ୍ମାନିତ କରାଯାଇଥିଲା । ତାଙ୍କୁ "ମଲ୍ଲିକା-ଏ-ଗଜଲ"ର ସମ୍ମାନରେ ବଛାଯାଇଥିଲା । ୨୦୧୪ ମସିହାର ଫିଲ୍ମ "ଦେଢ଼ ଇସ୍କିୟା"ରେ (ବିଶାଳ ଭାରଦ୍ୱଜ )ରେ ବେଗମ ଅଖତରଙ୍କ ପ୍ରସିଦ୍ଧ ଠୁମରୀ "ହମାରି ଅଟରୀୟ ପେ"ର ଆଧୁନିକ ରିମିକ୍ସ (ରେଖା ଭାରଦ୍ୱଜ)ର ସ୍ୱରରେ ପ୍ରସ୍ତୁତ କଲେ ।
ଆର୍ଟେସୁନେଟ (ଇଂରାଜୀ ଭାଷାରେ Artesunate ବା AS) ଗୋଟିଏ ଔଷଧ ଯାହା ମ୍ୟାଲେରିଆ ରୋଗର ଚିକିତ୍ସା ନିମନ୍ତେ ଦିଆଯାଏ । ସାଂଘାତିକ ମ୍ୟଲେରିଆ ହେଲେ କୁଇନିଡିନ ଅପେକ୍ଷା ଏହି ଔଷଧକୁ ଶିରାରେ ଦେବାକୁ ଅଧିକ ପସନ୍ଦ କରାଯାଏ । ଏହା ଯୁଗ୍ମ ଥେରାପି (combination therapy) ଭାବରେ ବ୍ୟବହାର କରାଯାଏ । ମ୍ୟାଲେରିଆ ପ୍ରତିଷେଧକ ଭାବରେ ଏହା ଦିଆଯାଏ ନାହିଁ । ଆର୍ଟେସୁନେଟ ଶିରାଭ୍ୟନ୍ତର ଇଞ୍ଜେକସନ (injection into a vein), ମାଂସପେଶୀ ଇଞ୍ଜେକସନ (injection into a vein) ବା ପାଟିରେ ଦିଆଯାଏ ।ଆର୍ଟେସୁନେଟ ସାଧାରଣତଃ ଦେହରେ ଉତ୍ତମ ଭାବରେ ସହ୍ୟ କରିହୁଏ । ପାର୍ଶ୍ୱ ପ୍ରତିକ୍ରିୟାରେ ହୃତ୍ପିଣ୍ଡ ଗତି ଧୀର ହୋଇପାରେ, ଆଲର୍ଜି, ମୁଣ୍ଡବୁଲା ଓ ଶ୍ୱେତ ରକ୍ତ କଣିକା କମ (low white blood cell levels) ହୁଏ । During ଗର୍ଭାବସ୍ଥାରେ ଏହା ନିରାପଦ ଜଣାଯାଏ ଯଦିଓ ପଶୁ ପରୀକ୍ଷାରେ ଶିଶୁକୁ କ୍ଷତି କରିବା ଦେଖାଯାଇଛି । ସ୍ତନ୍ୟପାନ ସମୟରେ ଏହା ନିରାପଦ ଜଣାଯାଏ । ଏହା ଆର୍ଟେମିସିନିନ (artemisinin) ଶ୍ରେଣୀର ଔଷଧ ।ଆର୍ଟେସୁନେଟର ନାମ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଅତ୍ୟାବଶ୍ୟକୀୟ ଔଷଧ ଚିଠାରେ ଅଛି ଯାହା ମୌଳିକ ସ୍ୱାସ୍ଥ୍ୟ ସିସ୍ଟମ ନିମନ୍ତେ ଅତି ମହତ୍ତ୍ୱପୂର୍ଣ୍ଣ । ବିକାଶଶୀଳ ଦେଶମାନଙ୍କରେ ଏହାର ଏକ ଡୋଜ ପିଛା ହୋଲସେଲ ମୂଲ୍ୟ ପ୍ରାୟ ୩.୦୯ରୁ ୨.୫୭ ଆମେରିକୀୟ ଡଲାର । ବ୍ୟବସାୟୀକ ସୂତ୍ରରେ ଏହା ଯୁକ୍ତରାଷ୍ଟ୍ର ଆମେରିକାରେ ମିଳେନାହିଁ କିନ୍ତୁ ସେଣ୍ଟର ଫର ଡିଜିଜ କଣ୍ଟ୍ରୋଲ ଆଣ୍ଡ ପ୍ରିଭେନସନରେ (Centers for Disease Control) ମିଳେ । ଏହା ପ୍ରଥମେ ସୁଇଟ ୱର୍ମଉଡ (sweet wormwood) ଗଛରୁ ତିଆରି କରାଯାଉଥିଲା ।
ଗୁଜରାଟ ( Gujarat [ˈɡudʒəɾɑt] (listen)) ଭାରତର ପଶ୍ଚିମ ଓ ଦକ୍ଷିଣପଶ୍ଚିମରେ ଥିବା ଏକ ରାଜ୍ୟ । ଏହାର ସମୁଦ୍ରତଟ 1,600 km (990 mi) ଓ ତାହାର ଅଧିକାଂଶ ଭାଗ କାଠିଆୱାଡ଼ ଉପଦ୍ୱୀପରେ ଅବସ୍ଥିତ । ଗୁଜରାଟର ମୋଟ ଜନସଂଖ୍ୟା ୬୦ ମିଲିଅନ । ଭାରତର ପଶ୍ଚିମରେ ଥିବା ଗୁଜରାଟର ପଶ୍ଚିମରେ ଆରବ ସାଗର ଉତ୍ତରରେ ସିନ୍ଧ (ପାକିସ୍ତାନ), ଉତ୍ତରପୂର୍ବରେ ରାଜସ୍ଥାନ, ପୂର୍ବରେ ମଧ୍ୟ ପ୍ରଦେଶ ଏବଂ ଦକ୍ଷିଣ ପୂର୍ବରେ ମହାରାଷ୍ଟ୍ର ରାଜ୍ୟ ତଥା ଡାମନ ଓ ଡିଉ ଏବଂ ଦାଦ୍ରା ଓ ନଗର ହବେଳୀ କେନ୍ଦ୍ରଶାସିତ ଅଞ୍ଚଳ ରହିଛି । ଗୁଜରାଟର ରାଜଧାନୀ ଗାନ୍ଧୀନଗର । ଅମଦାବାଦ ଗୁଜରାଟର ଏକମାତ୍ର ମହାନଗରୀ । ଗୁଜରାଟ ରାଜ୍ୟର ନାମ "ଗୁଜ୍ଜର"ରୁ ଆସିଛି ।
ହଣ୍ଟିଙ୍ଗଟନ୍ସ ଡିଜିଜ୍ (ଏଚଡି), ଅନ୍ୟ ନାମ ହଣ୍ଟିଙ୍ଗଟନ୍ସ କୋରିଆ, ଏକ ବଂଶାନୁକ୍ରମିକ ସ୍ନାୟୁ କ୍ଷୟକାରୀ ରୋଗ ଯେଉଁଥିରେ ମସ୍ତିଷ୍କ ଜୀବକୋଷମାନଙ୍କର ମୃତ୍ୟୁ ହୁଏ । ଆରମ୍ଭରେ ମାନସିକ ଓ ମନୋଭାବ ପରିବର୍ତ୍ତନ ହୁଏ । ଏହା ପରେ ଶରୀର ନିୟନ୍ତ୍ରଣ ଅଭାବ ଓ ଅନିୟମିତ ଚାଲି ଦେଖାଯାଏ । ରୋଗ ବଢ଼ିଗଲେ ଅନିୟନ୍ତ୍ରିତ ଝଟକା ଭରା ଚଳନ ପରିଲକ୍ଷିତ ହୁଏ । ଶାରୀରିକ ଦକ୍ଷତା ଧୀରେ ଧୀରେ କମିଯାଏ ଓ ଚଳପ୍ରଚଳ ଅଧିକ କଷ୍ଟସାଧ୍ୟ ହୋଇ କଥା କହିବା ଶକ୍ତି ହରାଏ । ମାନସିକ ଦକ୍ଷତା କମିଯାଇ ଡିମେନ୍ସିଆ ହୁଏ । ରୋଗୀ ଅନୁସାରେ ଲକ୍ଷଣ ଭିନ୍ନ ହୁଏ । ଏହି ରୋଗ ସାଧାରଣତଃ ୩୦ରୁ ୫୦ ବର୍ଷ ବୟସରେ ଆରମ୍ଭ ହେଉଥିଲେ ମଧ୍ୟ ଯେ କୌଣସି ବୟସରେ ଆରମ୍ଭ ହୋଇପାରେ । ପରବର୍ତ୍ତୀ ପିଢ଼ିମାନଙ୍କରେ ଏହି ରୋଗ କମ୍ରୁ କମ୍ ବୟସରେ କ୍ରମାନୁସାରେ ହୁଏ । ପ୍ରାୟ ୮% କେଶ୍ ୨୦ ବର୍ଷ ବୟସ ପୂର୍ବରୁ ହୁଏ ଓ ଲକ୍ଷଣମାନ ପାର୍କିନ୍ସନ୍ ରୋଗ ଲକ୍ଷଣ ଭଳି ଜଣାଯାଏ । ରୋଗୀମାନେ ନିଜ ରୋଗ ସମସ୍ୟା ବୁଝିବାର କ୍ଷମତା କମ୍ ଥାଏ ।ପିତାମାତାଙ୍କଠାରୁ ଏଚଡି ରୋଗ ବଂଶାନୁକ୍ରମିକ ଭାବରେ ଆସିଥାଏ ଓ ୧୦% ନୂଆ ମ୍ୟୁଟେସନ (en:mutation) ଯୋଗୁ ହୁଏ । ଜଣେ ବ୍ୟକ୍ତିର ଯେ କୌଣସି ଦୁଇ କପି ଜିନର ଅଟୋସୋମାଲ ଡୋମିନାଣ୍ଟ ମ୍ୟୁଟେସନକୁ ହଣ୍ଟିଙ୍ଗଟିନ କୁହାଯାଏ । ଏହାର ଅର୍ଥ ଜଣେ ରୋଗୀର ପିଲାର ଏହି ରୋଗ ହେବାର ୫୦% ସମ୍ଭାବନା ଅଛି । ହଣ୍ଟିଙ୍ଗଟିନ ନାମକ ଏକ ପ୍ରୋଟିନ ନିମନ୍ତେ ଜେନେଟିକ ସୂଚନା ଦେବା ହଣ୍ଟିଙ୍ଗଟିନ ଜିନର କାମ । ସିଏଜି (en:cytosine-en:adenine-en:guanine) ଟ୍ରିପଲେଟ ପ୍ରସାରତ ହୋଇ ଜିନ କୋଡ଼ିଙ୍ଗକୁ ପୁନରାବୃତ୍ତି କରିବା ଫଳରେ ଏକ ଅସାଧାରଣ ପ୍ରୋଟିନ ତିଆରି ହୁଏ, ଯାହା ମସ୍ତିଷ୍କ ଜୀବକୋଷମାନଙ୍କୁ ନଷ୍ଟ କରିଦିଏ କିନ୍ତୁ କିପରି କରେ ତାହା ଅଜଣା ଅଛି । ଲକ୍ଷଣ ଥାଉ ବା ନଥାଉ, ଜେନେଟିକ ଟେଷ୍ଟିଙ୍ଗଦ୍ୱାରା ରୋଗ ନିର୍ଣ୍ଣୟ କରିହୁଏ । ଏହାଦ୍ୱାରା କେତେକ ନୈତିକ ବାଦବିଦାବ ଠିଆ ହୁଏ: ଟେଷ୍ଟ କରିବାକୁ ସମ୍ମତି ଦେବାର ପରିପକ୍ୱ ବୟସ, ପିଲାକୁ ପରୀକ୍ଷା କରେଇବାକୁ ପିତାମାତାଙ୍କ ଅଧିକାର ଓ ଏହାର ଫଳାଫଳକୁ ଗୁପ୍ତ ବା ପ୍ରକଟ କରିବାର ସଞ୍ଚାଳନ ।ପିଡି ଅଧୁନା ଆରୋଗ୍ୟସାଧ୍ୟ ନୁହେଁ । ରୋଗର ପରବର୍ତ୍ତୀ ଚରଣରେ ସବୁ ସମୟ ଯତ୍ନ ଆବଶ୍ୟକ ହୁଏ । ଚିକିତ୍ସାଦ୍ୱାରା କିଛି ଲକ୍ଷଣ ଉପଶମ ହୁଏ ଓ ଜୀବନଚର୍ଯ୍ୟା ଉନ୍ନତ ହୁଏ । ଚଳପ୍ରଚଳ ସମସ୍ୟା ଉପଶମ ନିମନ୍ତେ ଟେଟ୍ରାବେନାଜିନ (tetrabenazine) ସର୍ବାଧିକ ଉତ୍ତମ ପ୍ରମାଣ ଦେଉଛି । ମୂଳ ୟୁରୋପୀୟ ବଂଶଧରମାନଙ୍କ ମଧ୍ୟରୁ ପ୍ରତି ୧୦୦,୦୦୦ ଲୋକରେ ୪ରୁ ୫ଜଣକୁ ଏହି ରୋଗ ଆକ୍ରମଣ କରେ । ଜାପାନୀଙ୍କର କ୍ୱଚିତ ଏହି ରୋଗ ହୁଏ ଓ ଆଫ୍ରିକୀୟମାନଙ୍କର ରୋଗ ହାର ଅଜ୍ଞାତ ଅଛି । ପୁରୁଷ ଓ ମହିଳା ଉଭୟଙ୍କୁ ସମ ଭାବରେ ରୋଗ ହୁଏ । ଏହି ରୋଗ ଜଟିଳ ହେଲେ ନିମୋନିଆ, ହୃଦ୍ରୋଗ ଓ ପତନ ଯୋଗୁ ଶାରୀରିକ ଆଘାତ କାରଣରୁ ଆୟୁଷ କମିଯାଏ । ମୃତ୍ୟୁର ୯% କାରଣ ଆତ୍ମହତ୍ୟା । ରୋଗ ଚିହ୍ନଟ ହେବାର ୧୫ରୁ ୨୦ ବର୍ଷ ପରେ ପ୍ରାୟ ମୃତ୍ୟୁ ହୁଏ ।ସନ ୧୮୪୧ରେ ଚାର୍ଲସ୍ ଓସ୍କାର ୱାଟର ପ୍ରଥମେ ଏହି ରୋଗର ବର୍ଣ୍ଣନା କରିଥିଲେ । ସନ ୧୮୭୨ରେ ଜର୍ଜ ହଣ୍ଟିଙ୍ଗଟନ (George Huntington) ଏହାର ଅଧିକ ବିବରଣୀ ଦେଇଥିଲେ ଓ ତାଙ୍କ ନାମାନୁସାରେ ଏହି ରୋଗର ନାମକରଣ ହୋଇଥିଲା । ସନ ୧୯୯୩ରେ ହେରେଡିଟାରି ଡିଜିଜ୍ ଫାଉଣ୍ଡେସନଦ୍ୱାରା ଏହାର ଜେନେଟିକ ସମ୍ପର୍କ ଆବିଷ୍କାର ହୋଇଥିଲା । ଗବେଷଣା ଓ ସମର୍ଥନ ସଂଗଠନମାନ ସନ ୧୯୬୦ର ଶେଷ ଭାଗରେ ଗଢ଼ିଉଠି ଜନସଚେତନତା ବୃଦ୍ଧି କଲେ, ବ୍ୟକ୍ତି ତଥା ପରିବାରକୁ ସମର୍ଥନ କଲେ ଓ ଗବେଷଣା ପ୍ରତ୍ସାହନ ଦେଲେ । ରୋଗର କ୍ରିୟାବିଧି, ପଶୁମଡେଲର ଉନ୍ନତି କରି ଗବେଷଣାରେ ସାହାଯ୍ୟ କରିବା, ଲକ୍ଷଣ ଚିକିତ୍ସା ଓ ପ୍ରଗତି ଧୀର କରିବା ନିମନ୍ତେ ଔଷଧ ପରୀକ୍ଷା, ସ୍ଟେମ୍ ସେଲ ଥେରାପିଦ୍ୱାରା ରୋଗ ଜନିତ କ୍ଷତି ଭରଣା କରିବା ପ୍ରଚେଷ୍ଟା ଆଜିକାଲି ଗବେଷଣାରେ ଚାଲିଛି ।
ବାଂଲାପିଡିଆ ହେଉଛି ବାଂଲାଦେଶର ପ୍ରଥମ ରାଷ୍ଟ୍ରୀୟ ବିଶ୍ୱକୋଷ । ଏହାର ମୁଦ୍ରିତ ଏବଂ ଅନଲାଇନ ସଂସ୍କରଣ ବ୍ୟତୀତ ଏହା ସିଡି-ରୋମ (CD-ROM) ମାଧ୍ୟମରେ ଉଭୟ ଇଂରାଜୀ ଏବଂ ବଂଗଳା ଭାଷାରେ ଉପଲବ୍ଧ । ଏହି ମୁଦ୍ରିତ ସଂସ୍କରଣଟି ୫୦୦ ପୃଷ୍ଠା ସମ୍ବଳିତ ୧୦ଟି ଭାଗରେ ବିଭକ୍ତ । ଏହାର ପ୍ରଥମ ସଂସ୍କରଣ "ଏସିଆଟିକ ସୋସାଇଟି ଅଫ ବାଂଲାଦେଶ"ଦ୍ୱାରା ୨୦୦୩ ମସିହାରେ ପ୍ରଥମେ ପ୍ରକାଶିତ ହୋଇଥିଲା । ପ୍ରତି ଦୁଇ ବର୍ଷରେ ଏହାର ଅପଡେଟ କରିବା ଯୋଜନା ଥିବା ସ୍ଥଳେ ଏହାର ଦ୍ୱୀତିୟ ସଂସ୍କରଣ ୨୦୧୨ ମସିହାରେ ପ୍ରକାଶିତ ହୋଇଥିଲା । ବାଂଲାପିଡିଆକୁ ଏକ ସାଧାରଣ ଜ୍ଞାନକୋଷ ପରିବର୍ତ୍ତେ ବାଂଲାଦେଶ ସଂବନ୍ଧିତ ବିଷୟବସ୍ତୁ ଉପରେ ଆଧାରିତ ଏକ ସ୍ୱତନ୍ତ୍ର ବିଶ୍ୱକୋଷ ଭାବେ ଡିଜାଇନ କରାଯାଇଛି ।ଏହି ଜ୍ଞାନକୋଷର ମୁଖ୍ୟ ସଂପାଦକ ହେଉଛନ୍ତି ସିରାଜୁଲ ଇସଲାମ । ବାଂଲାଦେଶ ତଥା ଅନ୍ୟାନ୍ୟ ଦେଶର ୧୨୦୦ରୁ ଉର୍ଦ୍ଧ୍ୱ ଲେଖକ ଓ ବିଶେଷଜ୍ଞଙ୍କ ସହାୟତାରେ ଏହି ଜ୍ଞାନକୋଷ ସଂକଳିତ । ବାଂଲାପିଡିଆରେ ଛଅ ଗୋଟି ସଂପାଦକୀୟ ଶ୍ରେଣୀରେ ବିଭକ୍ତ ୫୭୦୦ରୁ ଅଧିକ ଲେଖା ରହିଛି ଏବଂ ପ୍ରତ୍ୟେକ ଶ୍ରେଣୀର ଲେଖା ପାଇଁ ଅନ୍ୟତଃ ଜଣେ ଜଣେ ବିଶେଷଜ୍ଞ ସଂପାଦକ କାର୍ଯ୍ୟରତ । ଏଥିସହ ଏହି ଜ୍ଞାନ କୋଷରେ ୨୦୦୦ରୁ ଅଧିକ ଏକକ ଏବଂ ଚତୁରଙ୍ଗୀ-ଚିତ୍ରଣ ସହ ୨୧୦୦ରୁ ଅଧିକ ପ୍ରତି ସଂଦର୍ଭ ରହିଛି ।
ବାଏର୍ଣ୍ଣ ମ୍ୟୁନିକ୍ ଫୁଟବଲ କ୍ଲବ୍ (ମୂଳ ଜର୍ମାନ ନାମ Fußball-Club Bayern München e.V., କଥିତ ଜର୍ମାନ ଭାଷାରେ FC Bayern München) ଜର୍ମାନୀର ବଭାରିଆ ଅଞ୍ଚଳସ୍ଥିତ ମ୍ୟୁନିକ୍ ସହରର ଏକ ପ୍ରଖ୍ୟାତ ବ୍ୟବସାୟିକ ଫୁଟବଲ କ୍ଲବ । ଏଫ୍ସିବି, ବାଏର୍ଣ୍ଣ ମ୍ୟୁନିକ୍ ବା ଏଫ୍ସି ବାଏର୍ଣ୍ଣ ନାମରେ ଜଣାଶୁଣା ଏହି କ୍ଲବ୍ ଜର୍ମାନୀର ଜାତୀୟ ବୁଣ୍ଡେସ୍ ଲିଗା ପ୍ରତିଯୋଗିତାରେ ଖେଳିଥାଏ । ଜର୍ମାନ ଫୁଟବଲ ଇତିହାସରେ ବାଏର୍ଣ୍ଣ ମ୍ୟୁନିକ୍ ସଫଳତମ ଫୁଟବଲ କ୍ଲବ୍ । ଏହି କ୍ଲବ୍ ସର୍ବାଧିକ ୩୦ ଥର ଜର୍ମାନ ଜାତୀୟ ଫୁଟବଲ ଚାମ୍ପିୟନ୍ ହେବାର ଗୌରବ ଲାଭ କରିଛି । ତା’ ସହ ୨୦୧୩ରୁ ୨୦୨୦ ପର୍ଯ୍ୟନ୍ତ ୮ ବର୍ଷ କ୍ରମାଗତ ଭାବେ ଏହା ବୁଣ୍ଡେସଲିଗା ଜାତୀୟ ପ୍ରତିଯୋଗିତା ଜିତି ଆସୁଛି । ଏହି କ୍ଲବ୍ ୨୦ ଥର ଡଏସର୍ ଫୁସ୍ବଲ୍ ବୁଣ୍ଡ୍ ଜାତୀୟ କପରେ ମଧ୍ୟ ବିଜୟ ଲାଭ କରିଛି ।ଫ୍ରାଂଜ୍ ଜନ୍ଙ୍କ ନେତୃତ୍ୱରେ ୧୧ ଜଣ ଫୁଟବଲ ଖେଳାଳି ୧୯୦୦ ମସିହାରେ ବାଏର୍ଣ୍ଣ ମ୍ୟୁନିକ୍ ଦଳର ପ୍ରତିଷ୍ଠା କରିଥିଲେ । ଯଦିଓ ବାଏର୍ଣ୍ଣ ନିଜର ପ୍ରଥମ ଜାତୀୟ ଚାମ୍ପିୟନ୍ସିପ୍ ୧୯୩୨ ମସିହାରୁ ଜିତି ସାରିଥିଲା ତଥାପି ଉଦଘାଟନୀ ବର୍ଷ ୧୯୬୩ ମସିହାରେ ଏହାକୁ ବୁଣ୍ଡେସଲିଗାରେ ସ୍ଥାନ ମିଳିନଥିଲା । ୧୯୭୦ ଦଶନ୍ଧିର ମଧ୍ୟ ଭାଗରେ ଫ୍ରାଂଜ୍ ବେକେନ୍ବାଉଅର୍ଙ୍କ ନେତୃତ୍ୱରେ ବାଏର୍ଣ୍ଣ ଦଳ ୩ ଥର କ୍ରମାଗତ ୟୁଇଫା ଚାମ୍ପିୟନ୍ସ ଲିଗ୍ ପ୍ରତିଯୋଗିତା ଜିତି ଅଭୂତପୂର୍ବ ସଫଳତା ଲାଭ କରିଥିଲା । ଏଯାବତ (୨୦୨୦ ମସିହା ପର୍ଯ୍ୟନ୍ତ) ବାଏର୍ଣ୍ଣ ଦଳ ୧୧ ଥର ୟୁଇଫା ଚାମ୍ପିୟନ୍ସ ଲିଗର ଫାଇନାଲ ଖେଳିବାର ଯୋଗ୍ୟତା ଲାଭ କରିପାରିଛି ଓ ୨୦୨୦ରେ ୬ଷ୍ଠ ଥର ପାଇଁ ୟୁଇଫା ଚାମ୍ପିୟନ୍ସ ଲିଗ୍ ବିଜେତା ମଧ୍ୟ ହୋଇଛି । ଦୁଇ ଥର ମହାଦେଶୀୟ ତ୍ରି-ବିଜୟୀ (continental treble) ହେବାରେ ବାଏର୍ଣ୍ଣ ମ୍ୟୁନିକ୍ ଦ୍ୱିତୀୟ ୟୁରୋପୀୟ କ୍ଲବ୍ ଦଳ । ଏହା ଛଡ଼ା ବାଏର୍ଣ୍ଣ ଦଳ ଥରେ ୟୁଇଫା ୟୁରୋପା ଲିଗ୍, ଥରେ ୟୁଇଫା କପ ୱିନର୍ସ କପ, ଦୁଇ ଥର ୟୁଇଫା ସୁପର କପ, ଥରେ ଫିଫା କ୍ଲବ୍ ବିଶ୍ୱକପ ଓ ଦୁଇଟି ଆନ୍ତଃ-ମହାଦେଶୀୟ କପ ମଧ୍ୟ ଜିତିଛି । ବୁଣ୍ଡେସଲିଗା ଆରମ୍ଭ ହେବା ପରଠାରୁ ୩୦ ଥର ବିଜେତା ହୋଇଥିବାରୁ ବାଏର୍ଣ୍ଣ ମ୍ୟୁନିକ୍କୁ ଏହାର ସଫଳତମ ଦଳ ବୋଲି କୁହାଯାଇପାରିବ । ବଭାରିଆ ଅଞ୍ଚଳର ଅନ୍ୟ ଫୁଟବଲ ଦଳ ଯଥା – ୧୮୬୦ ମ୍ୟୁନିକ୍ ଓ ଏଫ୍ସି ନୁର୍ଣ୍ଣବର୍ଗ୍ ଏହି ଦଳର ପାରମ୍ପରିକ ପ୍ରତିଦ୍ୱନ୍ଦୀ । ୧୯୯୦ ଦଶନ୍ଧିର ମଧ୍ୟ ଭାଗରୁ ଜର୍ମାନୀର ଅନ୍ୟ ଏକ ଫୁଟବଲ କ୍ଲବ୍ ବୋରୁସିଆ ଡୋର୍ଟମୁଣ୍ଡ ସହିତ ବାଏର୍ଣ୍ଣର ପ୍ରତିଦ୍ୱନ୍ଦିତା ଆରମ୍ଭ ହୋଇଥିଲା ।
ଜେନ ଅଷ୍ଟେନ ଇଂରାଜୀ ଭାଷାରେ Jane Austen (; ୧୬ ଡିସେମ୍ବର ୧୭୭୫– ୧୮ ଜୁଲାଇ ୧୮୧୭) ଜଣେ ଇଂରାଜୀ ଉପନ୍ୟାସକାର; ତାଙ୍କର ୬ଟି ମୂଖ୍ୟ ଉପନ୍ୟାସ ପାଇଁ ବିଖ୍ୟାତ ଥିଲେ ଓ ଅଷ୍ଟାଦଶ ଶତାବ୍ଦୀ ଶେଷ ଆଡ଼କୁ ତାଙ୍କର ଏହି ଲେଖାଗୁଡ଼ିକ ଅନୁବାଦିତ, ଟିପ୍ପଣୀକୃତ ଓ ସମାଲୋଚିତ ହୋଇଥିଲା । ତାଙ୍କର କାହାଣୀଗୁଡ଼ିକରେ ମହିଳାଙ୍କ ସାମାଜିକ ସତ୍ତା ଓ ଅର୍ଥନୈତିକ ନିରାପତ୍ତା ନିମନ୍ତେ ବିବାହ ନିମନ୍ତେ ନିର୍ଭର କରିବା ସମ୍ବନ୍ଧରେ ଲେଖାଥିଲା । ଅଷ୍ଟାଦଶ ଶତାବ୍ଦୀର ଦ୍ୱିତୀୟ ଭାଗରେ ଓ ଊନବିଂଶ ଶତାବ୍ଦୀ ଆରମ୍ଭରେ ତାଙ୍କର ଭାବୁକତାପୂର୍ଣ୍ଣ ଲେଖାର ଅନେକ ଆଲୋଚନା ହୋଇଥିଲା । ତାଙ୍କର ବ୍ୟଙ୍ଗ, ହାସ୍ୟ, ସାମାଜିକ ଟିପ୍ପଣୀ ଇତ୍ୟାଦିକୁ ସାଧାରଣ ଜନତା, ସମାଲୋଚକ ଓ ବିଜ୍ଞାଲୋକମାନେ ଉଚ୍ଚ ପ୍ରଶଂସା କରିଥିଲେ । ସେ ବିଭିନ୍ନ ଉପନ୍ୟାସ ଯଥା ସେନ୍ସ ଆଣ୍ଡ ସେନ୍ସିବିଲିଟି (୧୮୧୧), ପ୍ରାଇଡ ଆଣ୍ଡ ପ୍ରେଜୁଡାଇସ (୧୮୧୩), ମ୍ୟାନ୍ସଫିଲ୍ଡ ପାର୍କ (୧୮୧୪) ଓ ଏମା (୧୮୧୬) ଛପେଇ ବହୁତ ସଫଳ ହୋଇଥିଲେ । ଏହା ବ୍ୟତୀତ ଆଉ ଦୁଇଟି ବହି, ନର୍ଥାଙ୍ଗର ଆବେ ଓ ପର୍ସୁଏସନ ଲେଖିଥିଲେ ଯାହା ତାଙ୍କ ଅନ୍ତେ ୧୮୧୮ରେ ଛପା ହୋଇଥିଲା ଓ ସାଣ୍ଡିଟନ ନାମକ ଆଉ ଗୋଟିଏ ଉପନ୍ୟାସ ମୃତ୍ୟୁ ପୂର୍ବରୁ ଲେଖିବାକୁ ଆରମ୍ଭ କରିଥିଲେ କିନ୍ତୁ ଶେଷ କରିପାଇନଥିଲେ । ତାଙ୍କର ଆଉ ତିନୋଟି ପାଣ୍ଡୁଲିପି ମଧ୍ୟରୁ ଏକ ଛୋଟ ଏପିସ୍ଟୋଲାରି ଉପନ୍ୟାସ, ଲେଡି ସୁସାନ ଓ ଅସମ୍ପୁର୍ଣ୍ଣ ଦି ୱାଟସନ ଲେଖିଥିଲେ ତାଙ୍କ ଜୀବଦ୍ଦସାରେ ସେ ଆଉ ଛଅଟି ଉପନ୍ୟାସ ଲେଖିଥିଲେ ଯାହା ବେନାମୀ ଭାବରେ ଛପା ହୋଇ ତାଙ୍କ ଜୀବଦ୍ଦସାରେ ମଧ୍ୟମ ଧରଣର ସାଫଲ୍ୟ ଅର୍ଜନ କରିଥିଲା ।
କ୍ଲାମିଡିଆ ସଂକ୍ରମଣ ବା ସାଧାରଣ ଭାବରେ କୁହାଯାଉଥିବା କ୍ଲାମିଡିଆ ଏକ ଯୌନ ସଞ୍ଚାରିତ ସଂକ୍ରମଣ ଯାହା କ୍ଲାମିଡିଆ ଟ୍ରାକୋମାଟିସ୍ ନାମକ ଏକ ପ୍ରକାର ଜୀବାଣୁଦ୍ୱାରା ସଞ୍ଚାରିତ ହୁଏ । ଏହାଦ୍ୱାରା ସଂକ୍ରମିତ ଅଧିକାଂଶ ଲୋକଙ୍କର କୌଣସି ଲକ୍ଷଣ ଦେଖାଯାଏ ନାହିଁ । ସଂକ୍ରମିତ ହେବାର କିଛି ସପ୍ତାହ ପରେ ଲକ୍ଷଣ ବାହାରିପାରେ । ମହିଳାଙ୍କର ଲକ୍ଷଣ ମଧ୍ୟରେ ଯୌନାଙ୍ଗରୁ କ୍ଷରଣ ଓ ପରିସ୍ରା କଲାବେଳେ ଜଳାପୋଡ଼ା ହୁଏ । ପୁରୁଷଙ୍କ ଲକ୍ଷଣ ମଧ୍ୟରେ ଲିଙ୍ଗରୁ କ୍ଷରଣ, ପରିସ୍ରା ଜଳାପୋଡ଼ା ଓ ଅଧିମୁଷ୍କ ପ୍ରଦାହ (ଗୋଟିଏ ବା ଦୁଇଟି ଟେସ୍ଟିକ୍ଲ ଫୁଲିଯାଏ ଓ ଯନ୍ତ୍ରଣା) ହୁଏ । ମହିଳାଙ୍କ କ୍ଷେତ୍ରରେ ଏହି ସଂକ୍ରମଣର ଉର୍ଦ୍ଧଗତି ହୋଇ ପେଲଭିକ ପ୍ରଦାହ ରୋଗ ହୋଇପାରେ ଓ ଅବଶେଷରେ ବନ୍ଧ୍ୟାତ୍ୱ ବା ଅସ୍ଥାନିକ ଗର୍ଭ ହୋଇପାରେ । ଆଖିରେ ବାରମ୍ବାର ସଂକ୍ରମଣ ହୋଇ ଅଣଚିକିତ୍ସିତ ହେଲେ ଟ୍ରାକୋମା ରୋଗ ହୁଏ ଯାହା ବିକାଶଶୀଳ ଦେଶମାନଙ୍କରେ ଅନ୍ଧତ୍ୱର ଏକ ମୂଖ୍ୟ କାରଣ । କ୍ଲାମିଡିଆ ସଂକ୍ରମଣ ପ୍ରାକୃତିକ ଓ ଅପ୍ରାକୃତିକ (ମୁଖ ଓ ମଳଦ୍ୱାର) ଯୌନ ସଙ୍ଗମ ସମୟରେ ବିସ୍ତାର ଲାଭ କରେ; ପ୍ରସବ ସମୟରେ ମାତାଠାରୁ ଶିଶୁ ସଂକ୍ରମିତ ହୋଇପାରେ । ପରିଚ୍ଛନତା ଓ ଶୁଚିତ୍ୱ ଅଭାବ ଥିଲେ ବ୍ୟକ୍ତିଗତ ସଂସ୍ପର୍ଶ, ମାଛି ଓ ସଂକ୍ରମିତ ତଉଲିଆ ସଂକ୍ରମଣରେ ସାହାଯ୍ୟ କରନ୍ତି । କ୍ଲାମିଡିଆ ଟ୍ରାକୋମାଟିସ୍ କେବଳ ମନୁଷ୍ୟଠାରେ ଦେଖାଯାଆନ୍ତି । ଅଧିକ ସଙ୍କଟାପନ୍ନ ଲୋକ, ୨୫ ବର୍ଷ ବୟସ ମଧ୍ୟରେ ଯୌନ ସମ୍ଭୋଗ କରୁଥିବା ମହିଳାଙ୍କର ବାର୍ଷିକ ସ୍କ୍ରୀନିଙ୍ଗ ପରୀକ୍ଷା ଓ ପ୍ରିନାଟାଲ ପରୀକ୍ଷା ସମୟରେ ଏହି ରୋଗ ନିର୍ଣ୍ଣୟ କରାଯାଏ । ପରିସ୍ରା, ଯୌନାଙ୍ଗ ବା ମୂତ୍ରନଳୀରୁ ସ୍ୱାବ ନେଇ ପରୀକ୍ଷା କରାଯାଏ। ମଳଦ୍ୱାର ଓ ପାଟିରୁ ମଧ୍ୟ ସ୍ୱାବ୍ ନେଇ ପରୀକ୍ଷା କରାଯାଏ ।ଏହି ରୋଗର ପ୍ରତିଷେଧ ନିମନ୍ତେ ଯୌନ ସମ୍ଭୋଗ ବନ୍ଦ କରିବା ଉଚିତ୍, ଯଦି ସମ୍ଭୋଗ ବନ୍ଦ ନ କରିହୁଏ ତେବେ କଣ୍ଡୋମ ବ୍ୟବହାର କରି ସମ୍ଭୋଗ କରିବା ବା ସଂକ୍ରମିତ ନ ହୋଇଥିବା ବ୍ୟକ୍ତି ସହିତ ସମ୍ଭୋଗ କରିବା ଉଚିତ । ଆଜିଥ୍ରୋମାଇସିନ ବା ଡକ୍ସିସାଇକ୍ଲିନ ଭଳି ଆଣ୍ଟିବାୟୋଟିକ ନେଲେ ଏହି ରୋଗ ଆରୋଗ୍ୟ ହୁଏ । ଶିଶୁ ଓ ଗର୍ଭବତୀ ମହିଳାଙ୍କୁ ଏରିଥ୍ରୋମାଇସିନ ବା ଆଜିଥ୍ରୋମାଇସିନ ଦେବାକୁ ସୁପାରିସ କରାଯାଏ । ସଂକ୍ରମିତ ବ୍ୟକ୍ତି ଚିକିତ୍ସା ଆରମ୍ଭ କରି ୭ ଦିନ ବା ଲକ୍ଷଣହୀନ ହେବା ପର୍ଯ୍ୟନ୍ତ ଯୌନ ସମ୍ଭୋଗ ନ କରିବା ଉଚିତ ଓ ନିଜର ଯୌନ ସାଥୀକୁ ମଧ୍ୟ ଚିକିତ୍ସା କରିବା ଉଚିତ । ଗନେରିଆ, ସିଫିଲିସ୍, ଓ ଏଚ ଆଇ ଭି ରୋଗ ନିମନ୍ତେ ସଂକ୍ରମିତ ବ୍ୟକ୍ତି ପରୀକ୍ଷା କରିବା ଉଚିତ୍ । ଚିକିତ୍ସା ସରିବାର ୩ମାସ ପରେ ଆଉ ଥରେ ଏହି ରୋଗ ନିମନ୍ତେ ପରୀକ୍ଷା କରିବା ଆବଶ୍ୟକ ।ସାରା ପୃଥିବୀରେ କ୍ଲାମିଡିଆ ଏକ ସାଧାରଣ ଯୌନ ସଞ୍ଚାରିତ ରୋଗ । ସନ ୨୦୧୩ରେ ସମୁଦାୟ ୧୪୧ ନିୟୁତ ଲୋକଙ୍କୁ ଏହି ରୋଗ ହୋଇଥିଲା । ସନ ୨୦୧୪ରେ ଯୁକ୍ତରାଷ୍ଟ୍ର ଆମେରିକାରେ ୧.୪ ନିୟୁତ ରୋଗ ହୋଇଥିବା ରିପୋର୍ଟ ହୋଇଥିଲା । ୧୫ରୁ ୨୫ ବର୍ଷ ବୟସ ମଧ୍ୟରେ ଏହି ରୋଗ ସାଧାରଣତଃ ହୁଏ ଓ ମହିଳାମାନଙ୍କୁ ଅଧିକ ହୁଏ । ଏହି ରୋଗ ଯୋଗୁ ସନ ୨୦୧୩ରେ ୧୧୦୦ ଲୋକ ମୃତ୍ୟୁ ବରଣ କରିଥିଲେ । କ୍ଲାମିଡିଆ ଶବ୍ଦ The word "chlamydia" is from the Greek, χλαμύδα ଶବ୍ଦରୁ ଆସିଛି ଯାହାର ଅର୍ଥ ଆବରଣ ("cloak") ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।
ଜହ୍ନ ହେଉଛି ପୃଥିବୀର ଏକମାତ୍ର ପ୍ରାକୃତିକ ଉପଗ୍ରହ ଏବଂ ସୌରଜଗତର ପଞ୍ଚମ ବୃହତ ଉପଗ୍ରହ । ଜହ୍ନ ହେଉଛି ଏକମାତ୍ର ଉପଗ୍ରହ ଯେଉଁଥିରେ ମଣିଷର ପାଦ ପଡ଼ିପାରିଛି । ଏବେ ନାସା ବୈଜ୍ଞାନିକମାନେ ପୃଥିବୀ ପରିକ୍ରମା କରୁଥିବା ଏକ ଗ୍ରହାଣୁ ଠାବ କରିଛନ୍ତି। ଏହା ଆକାରରେ ଛୋଟ ଓ ପୃଥିବୀର ବହୁ ଦୂରରେ ଥିବାରୁ ଏହାକୁ ଏକ କ୍ଷୁଦ୍ର ଉପଗ୍ରହ ବୋଲି କୁହା ଯାଇପାରେ। ପୃଥିବୀରୁ ଚନ୍ଦ୍ରର ହାରାହାରି ଦୂରତା ୩୮୪,୪୦୦ କିମି ବା ୧.୨୮ଆଲୋକ-ସେକେଣ୍ଡ।
ଇସଲାମ (اَلْإِسْلَامُ - ଅଲ୍-ଇସ୍ଲାମ୍ - ଅର୍ଥାତ୍ ଈଶ୍ବରଙ୍କଠାରେ ସମର୍ପଣ) ଏକ ଏକେଶ୍ୱରବାଦୀ ଆବ୍ରାହମୀୟ ଧର୍ମ । ଏହାର ମୂଳ ଶିକ୍ଷା ହେଉଛି ଆଲ୍ଲା ଏକ ଏବଂ ଅଦ୍ୱିତୀୟ ତଥା ମହମ୍ମଦ ଈଶ୍ବରଙ୍କ ପୈଗମ୍ବର । ଇସଲାମ ଧର୍ମପନ୍ଥୀ ମୁସଲମାନ ଭାବେ ପରିଚିତ ରାମ ନାମ ସତ୍ୟ। ଏହାର ବିଶ୍ୱର ଦ୍ୱିତୀୟ ବୃହତ୍ତମ ଧର୍ମ ଏବଂ ଏଥିରେ ୧୮୦ କୋଟି ଲୋକ ଅଛନ୍ତି । ୪୯ଟି ଦେଶରେ ମୁସଲମାନମାନେ ସଂଖ୍ଯା ଗରିଷ୍ଠ ଅଛନ୍ତି । ଇସଲାମ ଶିକ୍ଷା ଦିଏ ଯେ - ଆଲ୍ଲା ଦୟାମୟ, ସର୍ବଶକ୍ତିମାନ ଏବଂ ଅଦ୍ୱିତୀୟ ତଥା ଭବିଷ୍ଯଦ୍ବକ୍ତା, ଗ୍ରନ୍ଥ ଏବଂ ପ୍ରାକୃତିକ ସଙ୍କେତ ଦ୍ୱାରା ମନୁଷ୍ଯମାନଙ୍କର ପଥପ୍ରଦର୍ଶନ କରିଥିଲେ । ଇସଲାମର ପ୍ରମୁଖ ଗ୍ରନ୍ଥ ହେଉଛି କୋରାନ - ଆଲ୍ଲାଙ୍କ ମୁଖ ନିଃସୃତ ବାଣୀ ତଥା ସୁନ୍ନାଃ - ପୈଗମ୍ବର ମହମ୍ମଦଙ୍କ ନୈତିକ ଶିକ୍ଷା ତଥା ଜୀବନୀ ।ମୁସଲମାନମାନେ ବିଶ୍ବାସ କରନ୍ତି ଯେ ଇସଲାମ ହେଉଛି ସର୍ବପୂରାତନ ବାସ୍ତବ ଧର୍ମ ଯାହା ଆଗରୁ ଆଦମ, ନୋହା, ଆବ୍ରାହମ, ମୁସା, ଯୀଶୁ ଆଦିଙ୍କଦ୍ୱାରା ପ୍ରବର୍ତ୍ତନ କରାଯାଇସାରିଛି । ମୁସଲମାନଙ୍କ ମତରେ ଆରବୀୟ ଭାଷାରେ କୋରାନ ହେଉଛି ଆଲ୍ଲାଙ୍କ ଅପରିବର୍ତ୍ତନୀୟ ତଥା ଅନ୍ତିମ ମାର୍ଗଦର୍ଶନ । ଅନ୍ଯାନ୍ଯ ଆବ୍ରାହମୀୟ ଧର୍ମ ପରି ଇସଲାମରେ ମଧ୍ଯ ଶିଖାଯାଏ ଯେ ପୁଣ୍ଯାତ୍ମାମାନେ ଶେଷରେ ସ୍ୱର୍ଗ ଯିବେ ଏବଂ ପାପାତ୍ମାମାନେ ନର୍କ ଯିବେ । ମକ୍କା, ମଦିନା ତଥା ଜେରୁଜେଲମ ଇସଲାମର ତିନୋଟି ପବିତ୍ରତମ ତୀର୍ଥସ୍ଥଳୀ ।ଐତିହାସିକ ଦୃଷ୍ଟିକୋଣରୁ ଇସଲାମ ସପ୍ତମ ଶତାବ୍ଦୀର ପ୍ରଥମାର୍ଦ୍ଧରେ ଆରବୀୟ ଉପଦ୍ବୀପ ସ୍ଥାପିତ ହୋଇଥିଲା ଏବଂ ଅଷ୍ଟମ ଶତାବ୍ଦୀ ବେଳକୁ ଉମୟଦ ଖିଲାଫତ ପଶ୍ଚିମରେ ଇବେରିଆଠାରୁ ପୂର୍ବରେ ସିନ୍ଧୁ ନଦୀ ପର୍ଯ୍ୟନ୍ତ ବ୍ଯାପି ସାରିଥିଲା । ଅଷ୍ଟମ ଶତାବ୍ଦୀରୁ ତ୍ରୟୋଦଶ ଶତାବ୍ଦୀ ପର୍ଯ୍ୟନ୍ତ ସମୟକୁ ଇସଲାମୀୟ ସ୍ୱର୍ଣ୍ଣଯୁଗ ବୋଲି ବୋଲି କୁହାଯାଏ । ଏହି ସମୟରେ ଆବାଶିଦ ଖିଲାଫତର ଅଧିନରେ ମୁସଲିମ ଜଗତରେ ବୈଜ୍ଞାନିକ, ସାଂସ୍କୃତିକ ତଥା ଅର୍ଥନୈତିକ ବିକାଶ ପରିଲକ୍ଷିତ ହୋଇଥିଲା । hello :)
ମାନବିକ ଅଧିକାରସମୂହ ନୈତିକ ନିୟମାବଳୀ ବା ମାନଦଣ୍ଡ ମନୁଷ୍ୟର ଆଚରଣର ନିର୍ଦ୍ଦିଷ୍ଟ ମାନକ ବର୍ଣ୍ଣନା କରେ ଏବଂ ନିୟମିତ ଭାବେ ପୌର ଓ ଆନ୍ତର୍ଜାତିକ ଆଇନର ପ୍ରାକୃତିକ ଏବଂ ଆଇନଗତ ଅଧିକାର ଭାବେ ସୁରକ୍ଷିତ ରଖାଯାଏ । ସେଗୁଡ଼ିକ ସାଧାରଣତଃ ଅବିଚ୍ଛେଦ୍ୟ, ମୌଳିକ ଅଧିକାର "ଯାହା ଜଣେ ବ୍ୟକ୍ତି କେବଳ ଜଣେ ମଣିଷ ହୋଇଥିବାରୁ ଆପେଆପେ ପାଇଥାଏ" ଏବଂ ଯାହା ସେମାନଙ୍କ ବୟସ, ଜନ୍ମଦେଶ, ଅବସ୍ଥିତି, ଭାଷା, ଧର୍ମ, ଜନ୍ମଜାତି ବା ଅନ୍ୟ କୌଣସି ସ୍ଥିତି ନିର୍ବିଶେଷରେ "ସମସ୍ତ ମଣିଷଙ୍କ ସହଜାତ" । ସେସବୁ ସବୁଠି ଓ ସଦା ସାର୍ବଜନୀନତା ଗ୍ରହଣୀୟ ଓ ସେସବୁ ସମସ୍ତଙ୍କ ପାଇଁ ସମାନ ।
ବେଜିଂ ଚୀନର ରାଜଧାନୀ । ଏହା ପୃଥିବୀର ଦ୍ୱିତୀୟ ଜନାକୀର୍ଣ୍ଣ ସହର । ଏହି ସହର ଚୀନର ଉତ୍ତର ଭାଗରେ ଅବସ୍ଥିତ । ଚୀନର ସରକାର ଏହି ସହରକୁ ସିଧାସଳଖ ମହାନଗର ନିଗମ ଭାବେ ପରିଚାଳିତ କରୁଛନ୍ତି ଓ ଏହା ସହିତ ଜାତୀୟ ସରକାର ଅଧୀନରେ ୧୬ଟି ପୌରାଞ୍ଚଳ, ଉପ-ପୌରାଞ୍ଚଳ ଓ ଗ୍ରାମ୍ୟାଞ୍ଚଳ ଶାସିତ ହେଉଛି । ବେଜିଂରେ ଉଭୟ ଆଧୁନିକ ଓ ପାରମ୍ପରିକ ସ୍ଥାପତ୍ୟର ମିଶ୍ରଣ ରହିଛି । ଏହି ନଗର ଶିକ୍ଷା,ରାଜନୀତି, ଅର୍ଥନୀତି, ଇତିହାସ, ପରମ୍ପରା, ପ୍ରଯୁକ୍ତି ବିଦ୍ୟା ଆଦିରେ ଅନେକ ପ୍ରତିପତ୍ତି ହାସଲ କରିସାରିଛି । ପୌରାଞ୍ଚଳବାସୀଙ୍କଦ୍ୱାରା ଜନାକୀର୍ଣ୍ଣ ହେବାରେ ସାଂଘାଇ ପରେ ବେଜିଂ ଦ୍ୱିତୀୟ ଚୀନୀ ସହର । ଏହା ଦେଶର ରାଜନୀତି, ପରମ୍ପରା ଓ ଶିକ୍ଷାର ମଧ୍ୟ କ୍ଷେତ୍ର । ୨୦୧୦ ମସିହା ପରଠାରୁ ବେଜିଂ ରାଜଧାନୀ ଅନ୍ତର୍ଜାତୀୟ ବିମାନବନ୍ଦର ପୃଥିବୀର ବହୁଳ ଯାତ୍ରୀମାନଙ୍କ ପାଇଁ ବ୍ୟସ୍ତପୂର୍ଣ୍ଣ ଅନ୍ତର୍ଜାତୀୟ ବିମାନବନ୍ଦର ପାଲଟିଥିଲା ।
ୟୁରୋପ ଏକ ମହାଦେଶ । ଏହା ପୃଥିବୀର ୨% ସ୍ଥାନ ଅଧିକାର କରିଛି । ଏସିଆ ଓ ଆଫ୍ରିକା ପରେ ଏହା ପୃଥିବୀର ତୃତୀୟ ଜନବହୁଳ ମହାଦେଶ ।ଏହା ଆଫ୍ରୋ-ୟୁରାସିଆର ମାଳଦ୍ୱୀପ ଭୂମି ଉଭୟ ଆଫ୍ରିକା ଏବଂ ଏସିଆ ସହିତ ଅଂଶୀଦାର କରେ | ଏହା ଉତ୍ତରରେ ଆର୍କଟିକ୍ ମହାସାଗର, ପଶ୍ଚିମରେ ଆଟଲାଣ୍ଟିକ୍ ମହାସାଗର, ଦକ୍ଷିଣରେ ଭୂମଧ୍ୟସାଗର ଏବଂ ପୂର୍ବରେ ଏସିଆ ସୀମାବର୍ତ୍ତୀ ଅଟେ | ୟୁରୋପକୁ ସାଧାରଣତଃ ଉରାଲ ପର୍ବତ, ଉରାଲ ନଦୀ, କାସପିନ୍ ସାଗର, ବୃହତ୍ କାଉକସ୍, କଳା ସାଗର ଏବଂ ତୁର୍କୀ ଷ୍ଟ୍ରାଇଟ୍ ର ଜଳପଥ ଦ୍ୱାରା ଏସିଆଠାରୁ ପୃଥକ ଭାବରେ ବିବେଚନା କରାଯାଏ |ୟୁରୋପ ପ୍ରାୟ ୧୦.୧୮ ନିୟୁତ କିଲୋମିଟର (୩.୯୩ ନିୟୁତ ବର୍ଗ ମାଇଲ) କିମ୍ବା ପୃଥିବୀର ୨% (୬.୮% ଭୂମି କ୍ଷେତ୍ର)କୁ ଆବୃତ କରି ଏହାକୁ ଦ୍ୱିତୀୟ କ୍ଷୁଦ୍ରତମ ମହାଦେଶରେ ପରିଣତ କରିଛି (ସପ୍ତ-ମାଳଦ୍ୱୀପ ମଡେଲ ବ୍ୟବହାର କରି) | ରାଜନୈତିକ ଦୃଷ୍ଟିକୋଣରୁ, ୟୁରୋପ ପ୍ରାୟ ପଚାଶଟି ସାର୍ବଭୌମିକ ରାଷ୍ଟ୍ରରେ ବିଭକ୍ତ ହୋଇଛି, ଯେଉଁଥିରୁ ରୁଷ ସର୍ବବୃହତ ତଥା ଜନସଂଖ୍ୟା ବିଶିଷ୍ଟ ରାଷ୍ଟ୍ର ଅଟେ ଏବଂ ଯାହାକି ମାଳଦ୍ୱୀପର ୩୯% ବିସ୍ତାର କରିଛି ଏବଂ ଏହାର ଜନସଂଖ୍ୟାର ୧୫% ରହିଛି। ୨୦୨୧ ମସିହାରେ ୟୁରୋପର ସମୁଦାୟ ଜନସଂଖ୍ୟା ୭୪୫ ନିୟୁତ (ବିଶ୍ୱ ଜନସଂଖ୍ୟାର ପ୍ରାୟ ୧୦%) ଥିଲା | ୟୁରୋପୀୟ ଜଳବାୟୁ ମୁଖ୍ୟତଃ ଉଷ୍ମ ଆଟଲାଣ୍ଟିକ୍ ସ୍ରୋତ ଦ୍ୱାରା ପ୍ରଭାବିତ ହୋଇଥାଏ ଯାହା ମାଳଦ୍ୱୀପର ଅନେକ ସମୟରେ ଶୀତ ଏବଂ ଗ୍ରୀଷ୍ମ ପ୍ରବାହ କରିଥାଏ, ଏପରିକି ଅକ୍ଷାଂଶରେ ମଧ୍ୟ ଏସିଆ ଏବଂ ଉତ୍ତର ଆମେରିକାର ଜଳବାୟୁ ଭୟଙ୍କର ଅଟେ | ସମୁଦ୍ରଠାରୁ ଅଧିକ, ଉପକୂଳ ନିକଟ ଅପେକ୍ଷା ଋତୁଗତ ପାର୍ଥକ୍ୟ ଅଧିକ ଦେଖାଯାଏ |
ଜଗତର ନାଥ ଶ୍ରୀ ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରା ଓ ସୁଦର୍ଶନ ଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଜଗନ୍ନାଥ ମନ୍ଦିର (ବଡ଼଼଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼଼଼ଦେଉଳ ଏବଂ ବଡ଼଼଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ସାଇ ଲୋକୁର (ଜନ୍ମ: ୫ ସେପ୍ଟେମ୍ବର ୧୯୮୯) ଜଣେ ଭାରତୀୟ ଅଭିନେତ୍ରୀ । ସେ ଶିଶୁ କଳାକାର ଭାବରେ ହିନ୍ଦୀ ଚଳଚ୍ଚିତ୍ର କୁଛ୍ ତୁମ୍ କହୋ କୁଛ୍ ହମ୍ କହେଁ ଜରିଆରେ ଅଭିନୟ କରିବା ଆରମ୍ଭ କରିଥିଲେ । କପିଲ ଶର୍ମାଙ୍କ ଅଭିନୀତ ପ୍ରଥମ ହିନ୍ଦୀ କଥାଚିତ୍ର କିସ୍ କିସ୍ କୋ ପ୍ୟାର କରୁଁରେ ସେ ଅଭିନୟ କରିଥିଲେ । ବିଗ୍ ବସ୍ ମରାଠୀର ପ୍ରଥମ ସଂସ୍କରଣରେ ସେ ପ୍ରତିଯୋଗୀ ଭାବରେ କାମ କରିଥିଲେ ଏବଂ ଶ୍ରେଷ୍ଠ ୫ ଜଣଙ୍କ ମଧ୍ୟରେ ସ୍ଥାନିତ ହୋଇଥିଲେ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଚନ୍ଦନଯାତ୍ରା ଶ୍ରୀମନ୍ଦିରରେ ସବୁଠୁ ଅଧିକ ଦିନ ଧରି ପାଳିତ ହେଉଥିବା ଏକ ପର୍ବ । ଏହା ବୈଶାଖ ଶୁକ୍ଳ ତୃତୀୟା (ଅକ୍ଷୟ ତୃତୀୟା)ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ (ସ୍ନାନପୂର୍ଣ୍ଣିମାର ପୂର୍ବଦିନ) ପର୍ଯ୍ୟନ୍ତ ମୋଟ ୪୨ ଦିନ ଧରି ଅନୁଷ୍ଠିତ ହୋଇଥାଏ । ଏହା ଅକ୍ଷୟ ତୃତୀୟାଠାରୁ ଜ୍ୟେଷ୍ଠ କୃଷ୍ଣ ଅଷ୍ଟମୀ ପର୍ଯ୍ୟନ୍ତ ୨୧ଦିନ ନରେନ୍ଦ୍ର ପୁଷ୍କରଣୀରେ ବାହାର ଚନ୍ଦନଯାତ୍ରା ରୂପେ ଓ ପରବର୍ତ୍ତୀ ୨୧ଦିନ (ଜ୍ୟୈଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ) ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ଚନ୍ଦନ ରୂପେ ପାଳିତ ହୋଇଥାଏ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
କନଫୁସିଅସବାଦ, ଯାହାକୁ ରୁଇବାଦ ମଧ୍ୟ କୁହାଯାଏ, ପ୍ରାଚୀନ ଚୀନରୁ ଉତ୍ପନ୍ନ ଏକ ଦର୍ଶନ । ଏହାକୁ ଭିନ୍ନ ଭିନ୍ନ ଭାବେ ଏକ ପରମ୍ପରା, ଧର୍ମ, ମାନବବାଦୀ ବା ଯୁକ୍ତିସଙ୍ଗତ ଧର୍ମ, ରାଜ ଧର୍ମ ବା ଏକ ସରଳ ଜୀବନଶୈଳୀ ଭାବରେ ବର୍ଣ୍ଣନା କରାଯାଇଥାଏ। ଚୀନ "ଶତାଧିକ ଚିନ୍ତାଧାରା" ସମୟରେ(ଖ୍ରୀଷ୍ଟପୂର୍ବ ୫୫୧–୪୭୯) ଦାର୍ଶନିକ କନଫୁସିୟସଙ୍କ ଶିକ୍ଷାରୁ କନଫୁସିଅସବାଦ ବିକଶିତ ହୋଇଥିଲା ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଓଡ଼ିଶା ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
କବିସୂର୍ଯ୍ୟ ବଳଦେବ ରଥ (୧୭୮୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୮୯ ମସିହାରେ ଗଞ୍ଜାମ ଜିଲ୍ଲା ବଡ଼ଖେମୁଣ୍ଡି ଗଡ଼ରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ପ୍ରାଣତ୍ୟାଗ କରିଥିଲେ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରାଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବିମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଜଗନ୍ନାଥ ମନ୍ଦିରରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ପାଖରେ ବିଭିନ୍ନ ପ୍ରକାର ଅନ୍ନବ୍ୟଞ୍ଜନ ଭୋଗ ହୋଇସାରି ବିମଳାଙ୍କ ନିକଟରେ ସମର୍ପଣ କରାଯିବା ପରେ ତାହାକୁ ମହାପ୍ରସାଦ (ଅବଢ଼ା ନାମରେ ମଧ୍ୟ ଜଣା) କୁହାଯାଏ । ଏହା ଅବଢ଼ା (ଏହା ବଢ଼ା ନହୋଇ ଗୋଟା କୁଡୁଆରେ ଠାକୁରମାନଙ୍କୁ ଅର୍ପଣ କରାଯାଉଥିବାକୁ ଏହାକୁ ଅବଢ଼ା (ବଢ଼ା ହୋଇନଥିବା) କୁହାଯାଇଥାଏ । ଅବଢ଼ା ନିର୍ମାଲ୍ୟ, ମାହାର୍ଦ୍ଦ ଓ କୈବଲ୍ୟ ନାମରେ ମଧ୍ୟ ଜଣା । କୈବଲ୍ୟ ଓ ଅବଢ଼ା ମଧ୍ୟରେ ପାର୍ଥକ୍ୟ ହେଉଛି, କୈବଲ୍ୟକୁ ଦୁଇ ଆଙ୍ଗୁଠିରେ ଅର୍ଥାତ କଣିକାଏ ଖାଇବାକୁ ହୁଏ; କିନ୍ତୁ ଅବଢ଼ା ମନମୁତାବକ ପେଟପୁରା ଖିଆଯାଏ ।
କଣାଦ (ମୁନି) ହେଉଛନ୍ତି ବୈଦିକ ଭାରତର ଜଣେ ମୁନି ତଥା ବିଶିଷ୍ଟ ଦାର୍ଶନିକ ଗ୍ରନ୍ଥ ବୈଶେଷିକର ପ୍ରଣେତା । ବୈଶେଷିକ ଗ୍ରନ୍ଥ ପ୍ରାଚୀନ ଭାରତ ଏକ ବିଶିଷ୍ଟ ଗ୍ରନ୍ଥ ଯେଉଁଥିରେ ଧର୍ମ, ବିଜ୍ଞାନ ତଥା ଭାରତୀୟ ଦର୍ଶନର ଅଦ୍ଭୁତ ସମନ୍ୱୟ ଘଟିଛି । ଗ୍ରନ୍ଥଟିରେ ମୂଳତଃ ବସ୍ତୁତତ୍ତ୍ୱ ତଥା ଆଣବିକ ତତ୍ତ୍ୱ ବିଷୟରେ ସବିଶେଷ ବ୍ୟାଖ୍ୟା ରହିଛି । ଏକ ଅଧ୍ୟୟନ ଅନୁସାରେ, ସମକାଳୀନ ପୃଥିବୀରେ ଆଣବିକ ତତ୍ତ୍ୱ ସମ୍ବନ୍ଧରେ ଯାହାସବୁ ପ୍ରଚଳିତ ଧରଣା ରହିଥିଲା କଣାଦଙ୍କ ସୂତ୍ର ସେସବୁ ତୂଳନାରେ ବହୁ ଉନ୍ନତ ତଥା ବର୍ତ୍ତମାନର ଆଣବିକ ତତ୍ତ୍ୱର ନିକଟବର୍ତ୍ତୀ ।
ଗୋଲୋକ ବିହାରୀ ଧଳ (୧୫ ଡିସେମ୍ବର ୧୯୨୧- ୨୪ ଜୁନ ୧୯୭୪) ଓଡ଼ିଆ ପ୍ରବନ୍ଧ ସାହିତ୍ୟରେ ଜଣେ ଭାଷାତତ୍ତ୍ୱବିତ, ପ୍ରଫେସର, ଧ୍ୱନି ତତ୍ତ୍ୱବିତ୍, ଅନୁବାଦକ, ପ୍ରାବନ୍ଧିକ ଓ ଭ୍ରମଣ କାହାଣୀ ଲେଖକ ଥିଲେ । ଜଣେ ପ୍ରାବନ୍ଧିକ ଭାବେ ସେ ବିଭିନ୍ନ ଗଠନମୂଳକ ମୂକ୍ୟବୋଧ ତଥା ଓଡ଼ିଶାର ସମାଜ, ଶିକ୍ଷା, ସଂସ୍କୃତି ଓ ପରମ୍ପରା ଉପରେ ପ୍ରବନ୍ଧମାନ ରଚନା କରୁଥିଲେ । ଭାରତର ଜାତୀୟ ଜୀବନର ତ୍ରୁଟିବିଚ୍ୟୁତି ଉପରେ ତାଙ୍କର କିଛି ପ୍ରବନ୍ଧ ରଚିତ । ତାଙ୍କ ପ୍ରବନ୍ଧମାନ ସରଳ, ସଂକ୍ଷିପ୍ତ ଓ ଇଙ୍ଗିତଧର୍ମୀ ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ସନ୍ଥକବି ଭୀମ ଭୋଇ ଭୀମ ଭୋଇ (୧୮୫୦-୧୮୯୫ ) ରେଢ଼ାଖୋଲର ମଧୁପୁର ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ ।ଭୀମ ଭୋଇ ଜଣେ ଓଡ଼ିଆ କବି ଓ ମହିମା ଧର୍ମର ପ୍ରଚାରକ ଥିଲେ । ତାଙ୍କର ରଚନା ଗୁଡ଼ିକରେ ମାନବ ଧର୍ମ, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରାଯାଇଅଛି । ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତାବଳୀ ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" କବିତା ଅନ୍ୟତମ । ତାଙ୍କ ସମସାମୟିକମାନଙ୍କ କବିତାସବୁ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବିଷୟରେ ହୋଇଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଓ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ପ୍ରଚଳନ ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନ ନିମନ୍ତେ ସେ ଶହଶହ ଛାନ୍ଦ, ଚଉପଦୀ ଓ ଚଉତିଶା ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ବହିଗୁଡ଼ିକ ମଧ୍ୟରେ "ସ୍ତୁତିଚିନ୍ତାମଣି", "ହଲିଆ ଗୀତ", "ଡାଲଖାଈ", "ରସରକେଲି", "ଜାଇଫୁଲ", "ବ୍ରହ୍ମ ନିରୂପଣ ଗୀତା", "ଆଦିଅନ୍ତ ଗୀତା", "ଅଷ୍ଟକ ବିହାରୀ ଗୀତା", "ନିର୍ବେଦ ସାଧନା", "ଶ୍ରୁତିନିଷେଧ ଗୀତା", "ମନୁସଭାମଣ୍ଡଳ", "ଗୃହଧର୍ମ" ଓ "ମହିମାବିନୋଦ" । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ସୁରକ୍ଷିତ । ତାଙ୍କ ରଚିତ ବହିଗୁଡ଼ିକ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ
ଭାରତ ଏକ ସଂଗଠିତ ଗଣରାଜ୍ୟ ଏହା ଅଠେଇସିଟି ରାଜ୍ୟ ଓ ଆଠଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭାଜିତ ହୋଇଛି । ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପୁନର୍ବାର ଜିଲ୍ଲା ଆଦିରେ ଉପବିଭାଜିତ ହୋଇଛନ୍ତି । .
ବୁଧେଇ ଓଷା ଓଡ଼ିଶାରେ ପାଳିତ ଏକ ଓଷା । ଏହା ଭାଦ୍ରବ ମାସର ୪ଟି କିମ୍ବା ପାଞ୍ଚଟି ବୁଧବାରରେ ପାଳିତ ହୁଏ । କେତେକ ସ୍ଥାନରେ ୫ଟି ବୁଧବାରରେ ପାଳିତ ହୁଏ । ଅନେକ ଗହ୍ମାପୂର୍ଣ୍ଣିମାଠାରୁ ଇନ୍ଦୁପୂର୍ଣ୍ଣିମା ଆଉ କେତେକ ସଂକ୍ରାନ୍ତି ଅନୁଯାୟୀ ଭାଦ୍ର ସଂକ୍ରାନ୍ତିରୁ ଆଶ୍ୱିନ ସଂକ୍ରାନ୍ତିକୁ ହିସାବକୁ ନେଇଥାନ୍ତି । ସାଧାରଣତଃ ସଧବା ନାରୀମାନେ ସନ୍ତାନ କାମନା କରିବା ଓ ତାର ଶୁଭ ମନାସିବା ଉଦ୍ଦେଶ୍ୟ ନେଇ ଏହି ଓଷା କରିଥାନ୍ତି । ଏହି ଓଷାଟି ନିର୍ଜଳ ଭାବେ ନିଷ୍ଠାର ସହ ପାଳନ କରାଯାଏ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱରଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧୀନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
ଓଡ଼ିଶାର କଳା ଓ ସଂସ୍କୃତିର ପ୍ରଚାର, ପ୍ରସାର, ସଂରକ୍ଷଣ ଓ ଅନୁସନ୍ଧାନର ଆବଶ୍ୟକତାକୁ ଦୃଷ୍ଟିରେ ରଖି, ୧୯୯୯ ମସିହା ଜୁନ ମାସ ୯ତାରିଖରେ, ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ସ୍ଥାପନା କରାଯାଇଥିଲା । କଳା ଓ ସଂସ୍କୃତିକୁ ପ୍ରାଧାନ୍ୟ ଦେଇ ଗଠନ କରାଯାଇଥିବା ଦେଶରେ ଏହା ପ୍ରଥମ ଓ ଏକମାତ୍ର ବିଶ୍ୱବିଦ୍ୟାଳୟ । ଭୁବନେଶ୍ୱରର ମଦନପୁରଠାରେ ୪୫ ଏକର ଜମି ଉପରେ ଏହି ବିଶ୍ୱବିଦ୍ୟାଳୟର ମୁଖ୍ୟ କାମ୍ପସ ଅବସ୍ଥିତ । ଏହି ବିଶ୍ୱବିଦ୍ୟାଳୟର ' 'ସିଟି ସେଣ୍ଟର' ' କେନ୍ଦ୍ରଟି ବର୍ତ୍ତମାନ ଓଡ଼ିଶାର ପୁରାତନ ବିଧାନସୌଧ, ସର୍ଦାର ପଟେଲ ହଲ, ୟୁନିଟ-୨ଠାରେ କର୍ମଚଞ୍ଚଳ ରହିଛି । ଏହି ବିଶ୍ୱବିଦ୍ୟାଳୟ ସହ ୪ଟି ସରକାରୀ ଶିକ୍ଷା ଅନୁଷ୍ଠାନ ଓ ୩୮ଟି ଘରୋଇ ଶିକ୍ଷା ଅନୁଷ୍ଠାନ ଅନୁବନ୍ଧିତ ଅଛନ୍ତି । ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟ ତଥା ଏହାର ଅନୁବନ୍ଧିତ ଅନୁଷ୍ଠାନ ମାଧ୍ୟମରେ କଳା ଓ ସଂସ୍କୃତିର ପ୍ରାୟ ୨୨ଟି ବିଭାଗରେ ଶିକ୍ଷାଦାନ କରାଯାଇଥାଏ । ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟ ଅପେକ୍ଷାକୃତ ଏକ ନୂତନ ବିଶ୍ୱବିଦ୍ୟାଳୟ ହୋଇଥିଲେ ମଧ୍ୟ, ଓଡ଼ିଶାର କଳା ଓ ସଂସ୍କୃତିର ପ୍ରଚାର ଓ ପ୍ରସାର କ୍ଷେତ୍ରରେ ବଳିଷ୍ଠ ଅବଦାନ ଦେଇପାରିଛି ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭା ଦ୍ୱାରା ନିର୍ମିତ) । ଏହା ଲୋକଙ୍କ ଦ୍ୱାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।