ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
କମ୍ପ୍ୟୁଟର ବିଜ୍ଞାନ କହିଲେ କମ୍ପ୍ୟୁଟର ସମ୍ପର୍କିତ ବିଭିନ୍ନ ତଥା ସ୍ୱତନ୍ତ୍ର ଗଣନା ଗୁଡିକର ସଠିକ ମୂଲ୍ୟାୟନ ଓ ଏହାର ବାସ୍ତବିକ ବ୍ୟବହାରର ଅଧ୍ୟୟନକୁ ବୁଝାଏ । ଏହା ଆମକୁ କମ୍ପ୍ୟୁଟରର ଗଠନ , କାର୍ଯ୍ୟ ଦକ୍ଷତା , ସାମର୍ଥ୍ୟ , ବାହ୍ୟ ଯନ୍ତ୍ରପାତି ଓ ଏହାର ବ୍ୟବହାରକାରୀଙ୍କ ସହ ଯୋଗାଯୋଗ ପଦ୍ଧତି ଗୁଡିକର ସହଜ ପ୍ରଣାଳୀ ଓ ଉପଯୋଗିତା ବିଷୟରେ ଅବଗତ କରାଇଥାଏ ।ଏହାଦ୍ୱାରା କମ୍ପ୍ୟୁଟର ସହ ଜଡ଼ିତ ହାର୍ଡୱେର ଯନ୍ତ୍ରାଂଶ ଓ ସେଥିରେ ଚାଲୁଥିବା ସଫ୍ଟୱେର ପ୍ରୋଗ୍ରାମଗୁଡିକର ଉଦ୍ଦେଶ୍ୟ ଓ ସଠିକ ଭାବେ ବ୍ୟବହାର କରିବାର ପ୍ରଣାଳୀ ବିଷୟରେ ଧାରଣାହୋଇଥାଏ । ଏହାର ଅନେକ ଉପ-ବିଭାଗ ମଧ୍ୟ ରହିଛି, ଯେପରିକି ପ୍ରୋଗ୍ରାମିଂ , ମନୁଷ୍ୟ ଓ କମ୍ପ୍ୟୁଟର ଆଦାନ ପ୍ରଦାନ, ନେଟୱର୍କିଂ, କୂତ୍ରିମ ବୁଦ୍ଧିମତ୍ତା, ସଫ୍ଟୱେର ଇଞ୍ଜିନିୟରିଂ, ସୁରକ୍ଷା ଇତ୍ୟାଦି ଇତ୍ୟାଦି । କମ୍ପ୍ୟୁଟର ବିଜ୍ଞାନୀ ଓ କମ୍ପ୍ୟୁଟର ବିଜ୍ଞାନର ଛାତ୍ରଛାତ୍ରୀମାନେ କମ୍ପ୍ୟୁଟର ସହିତ ଜଡ଼ିତ ଥିବା ତତ୍ତ୍ୱ ପରିସଙ୍ଖ୍ୟାନ ଓ ନୂତନ ଉପକରଣ ଅଥବା ଉପାୟର ରୂପାନ୍ତରଣ ଉପରେ ଗବେଷଣା କରିଥାନ୍ତି ।
ମେକ୍ସିକୀୟ ପେସୋ (ଚିହ୍ନ: $, ISO 4217 କୋଡ଼: MXN) ହେଉଛି ମେକ୍ସିକୋର ମୁଦ୍ରା । ମେକ୍ସିକୀୟ ପେସୋ ଓ ଡଲାର ମୁଦ୍ରା ଉଭୟର ଉତ୍ପତ୍ତି ୧୫ଶ-୧୯ଶ ଶତାବ୍ଦୀ ବେଳେ ବ୍ୟବହୃତ ସ୍ପେନୀୟ ପେସୋ (ଯାହାକୁ ସ୍ପେନୀୟ ଡଲାର ମଧ୍ୟ କୁହାଯାଉଥିଲା)ରୁ ଏବଂ ଉଭୟ ମୁଦ୍ରା ସମାନ ଚିହ୍ନ ବ୍ୟବହାର କରନ୍ତି । ମେକ୍ସିକୀୟ ପେସୋ ପୃଥିବୀର ଅଷ୍ଟମ ସର୍ବାଧିକ ବିପଣିତ ମୁଦ୍ରା ଓ ଦକ୍ଷିଣ ଆମେରିକାର ସର୍ବାଧିକ । ପ୍ରତି ପେସୋ ୧୦୦ ସେଣ୍ଟାଭୋସ୍ରେ ବିଭକ୍ତ ଯାହାର ଚିହ୍ନ "¢" ।
ଡୁଟାସ୍ଟେରାଇଡ (ଇଂରାଜୀ ଭାଷାରେ Dutasteride, ଏକ ବିକ୍ରୟ ନାମ ଆଭୋଡାର୍ଟ/ Avodart) ଏକ ଔଷଧ ଯାହା ବର୍ଦ୍ଧିତ ପ୍ରୋସ୍ଟେଟ ରୋଗର ଲକ୍ଷଣମାନଙ୍କର ଚିକିତ୍ସା ନିମନ୍ତେ ଦିଆଯାଏ । ଏହାର ଉପକାରୀତା ପ୍ରାୟ କିଛି ମାସ ପରେ ଜଣାଯାଏ । ଏହା ବ୍ୟତୀତ ପୁରୁଷଙ୍କର ମୁଣ୍ଡ ବାଳ ଝଡ଼ିବାର ଚିକିତ୍ସା ନିମନ୍ତେ ଓ ମହିଳାଙ୍କର ହରମୋନ ଥେରାପିରେ (hormone therapy) ବ୍ୟବହାର କରାଯାଏ । ଏହା ପାଟିରେ ଦିଆଯାଏ ।ଡୁଟାସ୍ଟେରାଇଡର ସାଧାରଣ ପ୍ରତିକ୍ରିୟାରେ ଯୌନ ସମସ୍ୟା, ସ୍ତନ ଦରଜ ଓ ସ୍ତନ ବୃଦ୍ଧି ହୋଇପାରେ । ଏହା ବ୍ୟତୀତ କେତେକ ପ୍ରକାରର ପ୍ରୋସ୍ଟେଟ କର୍କଟ, ଅବସାଦ ଓ ଆଞ୍ଜିଓଇଡିମା ହୋଇପାରେ । ଗର୍ଭାବସ୍ଥାରେ ଓ ଯୌନ ସାଥୀ ଏହାର ବ୍ୟବହାର କଲେ ଶିଶୁର କ୍ଷତି ହୁଏ । ଡୁଟାସ୍ଟେରାଇଡ ଏକ ପ୍ରକାର ୫ -ରିଡକ୍ଟେଜ ଇନହିବିଟର (5α-reductase inhibitor) ଓ ଏକ ଆଣ୍ଟିଆଣ୍ଡ୍ରୋଜେନ (antiandrogen) ଔଷଧ । ଏହା ଏକ ଏଞ୍ଜାଇମ ଇନହିବିଟର (decreasing|) ଯାହା ଡାଇହାଇଡ୍ରୋଟେସ୍ଟୋସ୍ଟିରନ (dihydrotestosterone/ DHT) ନାମକ ଏକ ପ୍ରକାର ଯୌନ ହରମୋନ (sex hormone) ଆଣ୍ଡ୍ରୋଜେନର (androgen) ବାୟୋସିନ୍ଥେସିସ (production|) କମେଇ ଦେଇ କାର୍ଯ୍ୟକ୍ଷମ ହୁଏ ।Dutasteride ସନ ୧୯୯୩ରେ ଗ୍ଲାକ୍ସୋସ୍ମିଥକ୍ଲାଇନଦ୍ୱାରା (GlaxoSmithKline) ପେଟେଣ୍ଟ ହେବା ପରେ ସନ ୨୦୦୧ରେ ଡାକ୍ତରୀ ବ୍ୟବହାର ନିମନ୍ତେ ସ୍ୱୀକୃତ ହୋଇଥିଲା । ଏହା ଜେନେରିକ ଔଷଧ ନାମରେ (generic medication) ବିକ୍ରୟ ହୁଏ । ସନ ୨୦୧୯ରେ ସଂଯୁକ୍ତ ରାଷ୍ଟ୍ରରେ (United Kingdom) ଏନଏଚଏସକୁ (NHS) ଏହାର ଏକ ମାସର ଡୋଜ ପିଛା ପ୍ରାୟ ୧୨ ପାଉଣ୍ଡ ଖର୍ଚ୍ଚ କରିବାକୁ ପଡ଼ୁଥିଲା । ଯୁକ୍ତରାଷ୍ଟ୍ର ଆମେରିକାରେ ଏହାର ଏକ ମାସ ଡୋଜର ହୋଲସେଲ ମୂଲ୍ୟ ୬.୬୬ ଆମେରିକୀୟ ଡଲାର । ସନ ୨୦୧୬ରେ ଏହାର ୧ ନିୟୁତରୁ ଅଧିକ ପ୍ରେସକ୍ରିପସନ ହୋଇ ସର୍ବାଧିକ ପ୍ରେସକ୍ରିସନ ତାଲିକାର ୨୭୪ତମ ସ୍ଥାନରେ ଥଲା ।
ସ୍ତନ୍ୟପାୟୀ (English: Mammal; ଶ୍ରେଣୀ Mammalia ) ସମୂହର ପ୍ରାଣୀମାନେ (ନାରୀ) ନିଜ ନବଜାତ ଶିଶୁକୁ ସ୍ତନ୍ୟ ପାନ କରାଇଥାନ୍ତି । ମହିଳାମାନଙ୍କ କ୍ଷେତ୍ରରେ ସ୍ତନ ଗ୍ରନ୍ଥି ଦେଖାଯାଇଥାଏ, ଯାହାକି ସରୀସୃପ କିମ୍ବା ପକ୍ଷୀମାନଙ୍କ କ୍ଷେତ୍ରରେ ଦେଖାଯାଇନଥାଏ । ସ୍ତନ୍ୟପାୟୀ ସମୂହର ଚାରି କୋଠରି ବିଶିଷ୍ଟ ହୃତପିଣ୍ଡ ରହିଥାଏ ଓ ମସ୍ତିସ୍କ ଗଠନ ଅପେକ୍ଷାକୃତ ଉନ୍ନତ ହୋଇଥାଏ ।
ସାଇନାଇଡ ବିଷକ୍ରିୟା (ଇଂରାଜୀ ଭାଷାରେ Cyanide poisoning) ଏକ ପ୍ରକାର ବିଷକ୍ରିୟା (poisoning) ଯାହା ଅନେକ ପ୍ରକାରର ସାଇନାଇଡ (cyanide) ସଂସ୍ପର୍ଶରେ ଆସିବା ଫଳରେ ଦେଖାଯାଏ । ପ୍ରାରମ୍ଭିକ ଲକ୍ଷଣରେ ମୁଣ୍ଡବଥା, ମୁଣ୍ଡବୁଲା, ଦୃତ ହୃତ୍ସ୍ପନ୍ଦନ (fast heart rate), ଅଣନିଶ୍ୱାସୀ, ବାନ୍ତି ଇତ୍ୟାଦି ହୁଏ । ଏହା ପରେ ବାତ (seizures), ଧୀର ହୃତ୍ସ୍ପନ୍ଦନ (slow heart rate), ନିମ୍ନ ରକ୍ତଚାପ, ମୂର୍ଚ୍ଛା ଓ ହୃଦ୍ରୋଧ (cardiac arrest) ହୁଏ । ଲକ୍ଷଣମାନଙ୍କ ପ୍ରାରମ୍ଭ ଅଳ୍ପ କିଛି ମିନିଟ ମଧ୍ୟରେ ହୁଏ । ରୋଗୀ ବଞ୍ଚିଗଲେ ଦୀର୍ଘକାଳୀନ ସ୍ନାୟୁ ବେମାରୀ ରହିଯାଏ । ହାଇଡ୍ରୋଜେନ ସାଇନାଇଡ (hydrogen cyanide) ଗ୍ୟାସ ଓ ଅନେକ ସାଇନାଇଡ ଲବଣ (salts)ରେ ସାଇନାଇଡ ଥାଏ । ଘର ଅଗ୍ନିକାଣ୍ଡର (house fire) ଧୁଆଁ ପ୍ରଶ୍ୱାସରେ ଗଲେ ସାଧାରଣତଃ ଏହି ବିଷକ୍ରିୟା ସାଧିତ ହୁଏ । ଧାତୁ ପଲିସ କରାଯାଉଥିବା (metal polishing) କର୍ମସ୍ଥଳୀ, କେତେକ ପୋକମାରୀ (insecticides) ଓ କେତେକ ଆପଲ ମଞ୍ଜିରେ ସମ୍ଭାବ୍ୟ ସାଇନାଇଡ ଥାଇପାରେ । ସାଇନାଇଡ ଥିବା ତରଳ ପଦାର୍ଥ ଚର୍ମ ମାଧ୍ୟମରେ ଅବଶୋଷିତ ହୋଇଯାଏ । ସାଇନାଇଡ ଆୟନଦ୍ୱାରା (ions) ଜୈବ ଶ୍ୱାସକ୍ରିୟା (cellular respiration) ଅବରୋଧ ହେବା ଫଳରେ ଦେହର ତନ୍ତୁ ଅମ୍ଳଜାନ (oxygen) ବ୍ୟବହାର କରିପାରେନି । ଅଧିକାଂଶ ସମୟରେ ରୋଗ ନିର୍ଣ୍ଣୟ କଷ୍ଟସାଧ୍ୟ ହୁଏ । କୌଣସି ଲୋକର ଘର ଅଗ୍ନିକାଣ୍ଡ ପରେ ଚେତନା ଶକ୍ତି (level of consciousness) କମିଗଲେ, ରକ୍ତଚାପ କମିଲେ ବା ରକ୍ତ ଲାକ୍ଟେଟ (blood lactate) ଅଧିକ ହେଲେ ଏହି ବିଷ ପ୍ରଭାବ ଥିବା ସନ୍ଦେହ କରାଯାଏ । ରକ୍ତରେ ସାଇନାଇଡ ସ୍ତର ମାପିହୁଏ କିନ୍ତୁ ଏହା ସମୟ ସାପେକ୍ଷ । ଏହି ସ୍ତର ୦.୫–୧ ମି:ଗ୍ରା:/ଲି ଥିଲେ ସାମାନ୍ୟ, ୧–୨ ମି:ଗ୍ରା:/ଲି ଥିଲେ ମଧ୍ୟମ, ୨–୩ ମି:ଗ୍ରା:/ଲି ଥିଲେ ସାଂଘାତିକ କୁହାଯାଏ ଓ ୩ ମି:ଗ୍ରା:/ଲି ହୋଇଗଲେ ମୃତ୍ୟୁ ହୁଏ । ରୋଗୀକୁ ଦୂଷିତ ଉତ୍ସରୁ ଦୂରକୁ ଅଣାଯାଏ ଓ ବିସନ୍ଦୁଷିତ (decontaminate) କରାଯାଏ । ସହାୟକ ଯତ୍ନ (supportive care) ଓ ୧୦୦% ଅମ୍ଳଜାନ ଦେଇ ଚିକିତ୍ସା କରାଯାଏ । ହାଇଡ୍ରୋକ୍ସିକୋବୋଲାମିନ (Hydroxocobalamin) ଏହାର ଆଣ୍ଟିଡୋଟ (antidote) କାମ କରିବା ଜଣାଯାଏ ଓ ଏହା ପ୍ରଥମ ଧାଡ଼ିର ଚିକିତ୍ସା ଭାବରେ ବିବେଚନା କରାଯାଏ । ସୋଡ଼ିଅମ ଥାୟୋସଲଫେଟ (Sodium thiosulphate) ମଧ୍ୟ ଏଥିନିମନ୍ତେ ଦିଆଯାଏ । ଇତିହାସ ଅନୁସାରେ ସାଇନାଇଡ ସମୂହ ଆତ୍ମହତ୍ୟା ନିମନ୍ତେ ବ୍ୟବହୃତ ହେଉଥିଲା ଓ ନରସଂହାର (genocide) ନିମନ୍ତେ ନାଜିମାନେ ବ୍ୟବହାର କରୁଥିଲେ ।
ଆନ୍ତର୍ଜାତିକ ଯୋଗ ଦିବସ ବିଶ୍ୱବ୍ୟାପୀ ଜୁନ ୨୧ ତାରିଖରେ ପାଳନ ହୁଏ । ଆନ୍ତର୍ଜାତିକ ସ୍ତରରେ ଏହାକୁ ପାଳନ କରିବା ପାଇଁ ମିଳିତ ଜାତିସଂଘ ଅଧିବେସନଦ୍ୱାରା ଡିସେମ୍ବର ୧୧, ୨୦୧୪ରେ ସଂକଳ୍ପ ହୋଇଥିଲା । ଯୋଗ ମୂଲ୍ୟବୋଧକୁ ସମ୍ମାନ ଦେବା ସହ ବିଶ୍ୱର କୋଣ ଅନୁକୋଣେ ଯୋଗକୁ ପହଞ୍ଚାଇବା ପାଇଁ ଭାରତ ପ୍ରସ୍ତାବ ଦେଇଥିଲା । ଅଳ୍ପ କେତୋଟି ମୁସଲିମ ରାଷ୍ଟ୍ରକୁ ବାଦ ଦେଲେ ପ୍ରାୟ ସମସ୍ତ ଦେଶ ଏହାକୁ ପାଳନ ଲାଗି ସମର୍ଥନ କରିଥିଲେ । ଯୋଗ, ଏକ ଶାରୀରିକ, ମାନସିକ ଏବଂ ଆଧ୍ୟାତ୍ମିକ ଅଭ୍ୟାସ । । ପ୍ରାୟ ୬୦୦୦ ବର୍ଷ ପୂର୍ବେ ଏହାର ଉତ୍ପତ୍ତି ଭାରତରେ ହୋଇଥିବାର ଅନୁମାନ କରାଯାଏ । ଯୋଗଦ୍ୱାରା ସ୍ୱାସ୍ଥ୍ୟଗତ ଲାଭ ସମସ୍ତେ ନେବା ଓ ଏହାକୁ ଦୈନିକ ନିଜ ଦିନଚର୍ଯାରେ ଅଂଶିଭୂତ ପାଇଁ ଅନୁରୋଧ କରିବା ସହ ଭାରତ ଏହାକୁ ନିଜର ବୌଦ୍ଧିକ ସମ୍ପତି ଦାବୀ କରେନାହିଁ ବୋଲି ସ୍ପଷ୍ଟୋକ୍ତି ଦେଇଥିଲା ।
ରଥ ପୁରୀରେ ରଥ ଯାତ୍ରା ସମୟରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ବିଗ୍ରହକୁ ଗୁଣ୍ଡିଚା ମନ୍ଦିରକୁ ନେବା ପାଇଁ ବ୍ୟବହୃତ କାଠତିଆରି ଯାନ । ତିନିଗୋଟି ରଥରେ ପୁଷ୍ୟାନକ୍ଷତ୍ରଯୁକ୍ତ ଆଷାଢ଼ ଶୁକ୍ଳ ଦ୍ୱିତୀୟା ଦିନ ବିଗ୍ରହମାନ ରଥରେ ଜଗନ୍ନାଥ ମନ୍ଦିରରୁ ଗୁଣ୍ଡିଚା ମନ୍ଦିରକୁ ବିଜେ କରି ସେଠାରେ ସପ୍ତାହକାଳ ଅବସ୍ଥାନ ପରେ ଦଶମୀ ଦିନ ବଡ଼ ଦେଉଳକୁ ବାହୁଡ଼ନ୍ତି । ଗୁଣ୍ଡିଚା ମନ୍ଦିରକୁ ଯିବା ଦିନକୁ ରଥଯାତ୍ରା ବା ଗୁଣ୍ଡିଚା ଫେରିବା ଦିନକୁ ବାହୁଡ଼ା ଯାତ୍ରା ବୋଲାଯାଏ ।
ଜଗତର ନାଥ ଶ୍ରୀ ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରା ଓ ସୁଦର୍ଶନଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଉପକ୍ରମ: ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣାଶୁଣା) । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ସମଗ୍ର ଭାରତବର୍ଷରେ ଦେବତାମାନଙ୍କ ନିମନ୍ତେ ଯେତେ ପ୍ରକାରର ରଥ ବ୍ୟବହାରରେ ଆସୁଛି, ତାହା ମଧ୍ୟରେ ଶ୍ରୀକ୍ଷେତ୍ରର ତିନି ରଥ ନିର୍ମାଣ ଶୈଳୀ ଅତୀବ ରହସ୍ୟମୟ । ବହୁ ପ୍ରାଚୀନ ସମୟରୁ ରଥତ୍ରୟର ନିର୍ମାଣ ପଦ୍ଧତି ଶିଳ୍ପଶାସ୍ତ୍ରାନୁମୋଦିତ । ପ୍ରତ୍ୟେକ ପର୍ଷ ପରମ୍ପରା ଅନୁଯାୟୀ ଶ୍ରୀନଅର ସମ୍ମୁଖସ୍ଥ ରଥ ଖଳାରେ ନୂତନ ଭାବେ ତୋନୋଟି ରଥର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥାଏ। ଏ ସମ୍ପର୍କିତ ବିଭିନ୍ନ କାର୍ଯ୍ୟ ରାଜ୍ୟ ତଥା ଜିଲ୍ଲା ପ୍ରଶାସନ, ବିଧି ବିଭାଗ, ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ ଓ ପୌର ପ୍ରଶାସନଦ୍ୱାରା ମିଳିତ ଭାବେ ସମ୍ପାଦିତ ହୋଇଥାଏ। ଶ୍ରୀମନ୍ଦିରର ତିନି ଠାକୁରଙ୍କ ପାଇଁ ତିନୋଟି ଭିନ୍ନ ଭିନ୍ନ ରଥର ବ୍ୟବସ୍ଥା ରହି ଆସିଛି । ସାମ୍ୟ ଓ ମୈତ୍ରୀର ପ୍ରତୀକ ଶ୍ରୀଜଗନ୍ନାଥ ମହାପ୍ରଭୁ ଯେଉଁ ରଥରେ ବିରାଜମାନ କରି ଶ୍ରୀଗୁଣ୍ଡିଚା ମନ୍ଦିରକୁ ନବ ଦିନ ଯାତ୍ରା କରନ୍ତି, ସେ ରଥର ନାମ ନନ୍ଦିଘୋଷ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଯୋଗ (ଇଂରାଜୀ:Yoga (; ସଂସ୍କୃତ: योग, Listen) ପ୍ରାଚୀନ ଭାରତରେ ପ୍ରାୟ ୬୦୦୦ ବର୍ଷ ପୂର୍ବେ ବିକଶିତ ହୋଇଥିବା ଶରୀର,ମନ ଓ ଆତ୍ମାକୁ ସଂଯମ କରିବାର ଏକ ଆଧ୍ୟାତ୍ମିକ ପଦ୍ଧତି । ଯୋଗର ଅନେକ ଅନେକ ଶାଖା ଓ ଅଭ୍ୟାସ ରହିଛି । ଏହାର ହିନ୍ଦୁଧର୍ମ, ବୌଦ୍ଧଧର୍ମ ଓ ଜୈନଧର୍ମରେ ବିଭିନ୍ନ ସାଧନା ମାର୍ଗ ରହିଛି । ଯୋଗର ବହୁ ଶାଖା ମଧ୍ୟରେ ରାଜଯୋଗ ଓ ହଠଯୋଗ ବିଶେଷ ପ୍ରସିଦ୍ଧ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଉପକ୍ରମ: ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣାଶୁଣା) । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ଏହା ଶ୍ରୀମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରା ମଧ୍ୟରେ ପ୍ରଧାନ । ସମଗ୍ର ଭାରତବର୍ଷରେ ଦେବତାମାନଙ୍କ ନିମନ୍ତେ ଯେତେ ପ୍ରକାରର ରଥ ବ୍ୟବହାରରେ ଆସୁଛି, ତାହା ମଧ୍ୟରେ ଶ୍ରୀକ୍ଷେତ୍ରର ତିନି ରଥ ନିର୍ମାଣ ଶୈଳୀ ଅତୀବ ରହସ୍ୟମୟ । ବହୁ ପ୍ରାଚୀନ ସମୟରୁ ରଥତ୍ରୟର ନିର୍ମାଣ ପଦ୍ଧତି ଶିଳ୍ପଶାସ୍ତ୍ରାନୁମୋଦିତ । ପ୍ରତ୍ୟେକ ବର୍ଷ ପରମ୍ପରା ଅନୁଯାୟୀ ଶ୍ରୀନଅର ସମ୍ମୁଖସ୍ଥ ରଥ ଖଳାରେ ନୂତନ ଭାବେ ତୋନୋଟି ରଥର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥାଏ। ଏ ସମ୍ପର୍କିତ ବିଭିନ୍ନ କାର୍ଯ୍ୟ ରାଜ୍ୟ ତଥା ଜିଲ୍ଲା ପ୍ରଶାସନ, ବିଧି ବିଭାଗ, ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ ଓ ପୌର ପ୍ରଶାସନଦ୍ୱାରା ମିଳିତ ଭାବେ ସମ୍ପାଦିତ ହୋଇଥାଏ। ଶ୍ରୀମନ୍ଦିରର ତିନି ଠାକୁରଙ୍କ ପାଇଁ ତିନୋଟି ଭିନ୍ନ ଭିନ୍ନ ରଥର ବ୍ୟବସ୍ଥା ରହି ଆସିଛି । ସାମ୍ୟ ଓ ମୈତ୍ରୀର ପ୍ରତୀକ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବଡଭାଇ ଶ୍ରୀ ବଳଭଦ୍ର ଯେଉଁ ରଥରେ ବିରାଜମାନ କରି ଶ୍ରୀଗୁଣ୍ଡିଚା ମନ୍ଦିରକୁ ନବ ଦିନ ଯାତ୍ରା କରନ୍ତି, ସେ ରଥର ନାମ ତାଳଧ୍ୱଜ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହା ଜୁଲାଇ ୭ ତାରିଖରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହୋଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.
ଉପକ୍ରମ: ରଥଯାତ୍ରା (ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣାଶୁଣା) । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ଏହା ଶ୍ରୀମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରା ମଧ୍ୟରେ ପ୍ରଧାନ । ସମଗ୍ର ଭାରତବର୍ଷରେ ଦେବତାମାନଙ୍କ ନିମନ୍ତେ ଯେତେ ପ୍ରକାରର ରଥ ବ୍ୟବହାରରେ ଆସୁଛି, ତାହା ମଧ୍ୟରେ ଶ୍ରୀକ୍ଷେତ୍ରର ତିନି ରଥ ନିର୍ମାଣ ଶୈଳୀ ଅତୀବ ରହସ୍ୟମୟ । ବହୁ ପ୍ରାଚୀନ ସମୟରୁ ରଥତ୍ରୟର ନିର୍ମାଣ ପଦ୍ଧତି ଶିଳ୍ପଶାସ୍ତ୍ରାନୁମୋଦିତ । ପ୍ରତ୍ୟେକ ବର୍ଷ ପରମ୍ପରା ଅନୁଯାୟୀ ଶ୍ରୀନଅର ସମ୍ମୁଖସ୍ଥ ରଥ ଖଳାରେ ନୂତନ ଭାବେ ତୋନୋଟି ରଥର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥାଏ। ଏ ସମ୍ପର୍କିତ ବିଭିନ୍ନ କାର୍ଯ୍ୟ ରାଜ୍ୟ ତଥା ଜିଲ୍ଲା ପ୍ରଶାସନ, ବିଧି ବିଭାଗ, ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ ଓ ପୌର ପ୍ରଶାସନଦ୍ୱାରା ମିଳିତ ଭାବେ ସମ୍ପାଦିତ ହୋଇଥାଏ। ଶ୍ରୀମନ୍ଦିରର ତିନି ଠାକୁରଙ୍କ ପାଇଁ ତିନୋଟି ଭିନ୍ନ ଭିନ୍ନ ରଥର ବ୍ୟବସ୍ଥା ରହି ଆସିଛି । ସାମ୍ୟ ଓ ମୈତ୍ରୀର ପ୍ରତୀକ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଭଉଣୀ ମାଁ ସୁଭଦ୍ରା ଯେଉଁ ରଥରେ ବିରାଜମାନ କରି ଶ୍ରୀଗୁଣ୍ଡିଚା ମନ୍ଦିରକୁ ନବ ଦିନ ଯାତ୍ରା କରନ୍ତି, ସେ ରଥର ନାମ ଦେବଦଳନ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ୱିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଋତୁ ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ୱିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ, ଚତୁର୍ଥ ତଥା ଅନ୍ତିମ ଦିବସ ହେଉଛି ବସୁମତୀ ସ୍ନାନ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ । ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ୱଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । ରଜରେ ପୋଡ଼ ପିଠା ଓ ପାନ ଖିଆ ସହିତ ଝିଅମାନଙ୍କ ରଜ ଦୋଳି ଓ ପୁଚି ଖେଳ ସହ ପୁଅମାନଙ୍କ ଲୁଡୁ, ତାସ, ବାଗୁଡ଼ି ଆଦି ଖେଳି ଏହି ଦିବସଟି ପାଳନ କରାଯାଇଥାଏ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରାଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବିମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଶାନ୍ତନୁ ଆଚାର୍ଯ୍ୟ (ଜନ୍ମ: ୧୫ ମଇ ୧୯୩୩) ଜଣେ ଓଡ଼ିଆ ଗାଳ୍ପିକ, ଔପନ୍ୟାସିକ ଓ ଶିଶୁ ସାହିତ୍ୟିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ । ଶାନ୍ତନୁ ପ୍ରଥମେ ସମ୍ବଲପୁରର ଓରିଏଣ୍ଟ କାଗଜ କଳରେ କେମିଷ୍ଟ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହେବା ପରେ ୧୯୫୮ ମସିହା ଜାନୁଆରୀ ୩ତାରିଖରେ ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ, ପାରଳାଖେମୁଣ୍ଡିର ରସାୟନ ବିଭାଗରେ ଅଧ୍ୟାପକ ଭାବେ ଯୋଗ ଦେଇଥିଲେ । ତା'ଙ୍କ ସହ ସେହି ଦିନ ମହାପାତ୍ର ନୀଳମଣି ସାହୁ ମଧ୍ୟ ଓଡ଼ିଆ ବିଭାଗର ଅଧ୍ୟାପକ ଭାବେ ସେହି ମହାବିଦ୍ୟାଳୟରେ କାର୍ଯ୍ୟାରମ୍ଭ କରିଥିଲେ ।
ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱରଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ । ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧୀନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ଭାରତ ସରକାରଙ୍କାର ହ୍ରିଦୟ (HRIDAY) ଯୋଜନାରେ ଚିହ୍ନିତ ହୋଇଥିବା ବାରଗୋଟି ସହର ମଧ୍ୟରେ ପୁରୀ ଅନ୍ୟତମ .
ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ
ଭାରତ ଏକ ସଂଗଠିତ ଗଣରାଜ୍ୟ ଏହା ଅଠେଇସିଟି ରାଜ୍ୟ ଓ ଆଠଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭାଜିତ ହୋଇଛି । ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପୁନର୍ବାର ଜିଲ୍ଲା ଆଦିରେ ଉପବିଭାଜିତ ହୋଇଛନ୍ତି । .
ଘୁଙ୍ଗୁର ହେଉଛି ଏକ ପ୍ରକାରର ଅଳଙ୍କାର ଯାହାକି ଭାରତୀୟ ଶାସ୍ତ୍ରୀୟ ସଙ୍ଗୀତ ପରିବେଷଣ କରିବାବେଳେ ନୃତ୍ୟକାର ମାନେ ଗୋଡ଼ଗଣ୍ଠିରେ ପରିଧାନ କରନ୍ତି । ଏହା ଏକ ପ୍ରକାର ଧାତୁ ନିର୍ମିତ ଘଣ୍ଟି, ଯେଉଁଥିରୁ ଏକ ପ୍ରକାର ସଙ୍ଗୀତ ବାହାରେ ଏବଂ ଏକାଧିକ ଘୁଙ୍ଗୁରର ସମ୍ମିଶ୍ରଣରେ ଏକ ଘୁଙ୍ଗୁର ମାଳା ପ୍ରସ୍ତୁତ ହୋଇଥାଏ, ଯାହାକୁ ପରିଧାନ କରାଯାଏ । ଘୁଙ୍ଗୁର ମାଳାର ଆକାର ଓ ଏଥିରେ ବନ୍ଧାଯାଇଥିବା ଘଣ୍ଟିର ଆକାର ଅନୁସାରେ ଏଥିରୁ ବାହାରୁଥିବା ଶବ୍ଦର ପ୍ରକାର ବଦଳିଥାଏ । ଘୁଙ୍ଗୁର ପରିଧାନ ଦ୍ୱାରା ନୃତ୍ୟର କିଛି ତାଳ ପରିବେଷଣ କରାଯାଇଥାଏ । ଏହାକୁ ପାଦ ଉପରେ ଥିବା ବାଳଗଣ୍ଠିକୁ ଲାଗି ପିନ୍ଧାଯାଇଥାଏ । ଘୁଙ୍ଗୁରର ମାଳା ୫୦ଟି ଘଣ୍ଟିରୁ ଆରମ୍ଭ ହୋଇ ୨୦୦ କିମ୍ବା ତଦୁର୍ଦ୍ଧ୍ୱ ହୋଇଥାଏ । ଛୋଟ ପିଲାମାନେ ୫୦ ଘଣ୍ଟି ବିଶିଷ୍ଟ ଘୁଙ୍ଗୁର ପିନ୍ଧିବା ଆରମ୍ଭ କରିଥାନ୍ତି ଏବଂ ବୟସାନୁସାରେ ନୃତ୍ୟ ଶୈଳୀର ଆବଶ୍ୟକତା ଅନୁସାରେ ଏହାର ସଂଖ୍ୟା ଓ ଆକାର ବୃଦ୍ଧି ପାଇଥାଏ । ଭରତନାଟ୍ୟମ, କଥକ, କୁଚିପୁଡି, ମୋହିନୀୟାଟ୍ଟମ, ଲାବଣୀ, ଏବଂ ଓଡ଼ିଶୀ ଭଳି ଭାରତୀଯ ଶାସ୍ତ୍ରୀୟ ନୃତ୍ୟର ପାରମ୍ପାରିକ ପ୍ରଦର୍ଶନରେ ଘୁଙ୍ଗୁର ପିନ୍ଧାଯାଏ ।
ରଜତ କୁମାର କର (୨ ଅକ୍ଟୋବର ୧୯୩୪ - ୮ ମଇ ୨୦୨୨) ଜଣେ ଓଡ଼ିଆ ଶିକ୍ଷାବିତ, ନାଟ୍ୟକାର ଓ ଜଗନ୍ନାଥ ସଂସ୍କୃତିର ପ୍ରବକ୍ତା ଥିଲେ । ଦୀର୍ଘ ୬୦ ବର୍ଷ ଧରି ସେ ଟିଭି ଓ ରେଡ଼ିଓରେ ରଥଯାତ୍ରାର ଧାରା ବିବରଣୀ ପ୍ରଦାନ କରି ଓଡ଼ିଶାର ଜନମାନସରେ ଏକ ସ୍ୱତନ୍ତ୍ର ସ୍ଥାନ ତିଆରି କରିଥିଲେ । ଉଭୟ ଓଡ଼ିଆ ଓ ଇଂରାଜୀ ଭାଷାରେ ଜଣେ ସୁବକ୍ତା ଭାବେ ତାଙ୍କର ଖ୍ୟାତି ରହିଥିଲା । ୨୦୨୧ ମସିହାରେ ତାଙ୍କୁ ପଦ୍ମଶ୍ରୀ ପୁରସ୍କାରରେ ପୁରସ୍କୃତ କରାଯାଇଥିଲା ।
ଟର ଏକ ମୁକ୍ତ ଏବଂ ଓପନ-ସୋର୍ସ ସଫ୍ଟୱେର । ନେଟୱାର୍କ ନିରୀକ୍ଷଣ (ସର୍ଭେଲାନ୍ସ) କିମ୍ବା ଟ୍ରାଫିକ ବିଶ୍ଳେଷଣ କରୁଥିବା କାହାଠାରୁ ବ୍ୟବହାରକାରୀର ଅବସ୍ଥିତି ଓ ବ୍ୟବହାର ଲୁଚାଇବା ପାଇଁ ସାତ ହଜାରରୁ ଅଧିକ ରିଲେ ଥିବା ଏକ ମୁକ୍ତ, ବିଶ୍ୱବ୍ୟାପୀ, ସ୍ୱେଚ୍ଛାସେବୀ ଓଭରଲେ ନେଟୱାର୍କ ଦେଇ ଇଣ୍ଟରନେଟ ଟ୍ରାଫିକକୁ ନିର୍ଦ୍ଦେଶିତ କରି ଅଜ୍ଞାତ ଯୋଗାଯୋଗକୁ ସଚଳ କରିବା ପାଇଁ ଏହାକୁ ବ୍ୟବହାର କରାଯାଇଥାଏ । ଟର ବ୍ୟବହାର କରିବା ବ୍ୟବହାରକାରୀଙ୍କ ଇଣ୍ଟରନେଟ କାର୍ଯ୍ୟକଳାପକୁ ଖୋଜିବା ପାଇଁ ଅଧିକ କଷ୍ଟକର କରିଥାଏ: ଏହା ମଧ୍ୟରେ "ୱେବସାଇଟ, ଅନଲାଇନ ପୋଷ୍ଟ, ଇନଷ୍ଟାଣ୍ଟ ମେସେଜ ଏବଂ ଅନ୍ୟାନ୍ୟ ଯୋଗାଯୋଗ ପଦ୍ଧତି" ଅନ୍ତର୍ଭୁକ୍ତ । ଟରର ମୂଳ ଉଦ୍ଦେଶ୍ୟ ଏହାର ବ୍ୟବହାରକାରୀଙ୍କ ବ୍ୟକ୍ତିଗତ ଗୋପନୀୟତା ତଥା ସେମାନଙ୍କର ଇଣ୍ଟରନେଟ କାର୍ଯ୍ୟକଳାପକୁ ନିରୀକ୍ଷଣ ନକରି ଗୋପନୀୟ ଯୋଗାଯୋଗ କରିବାର ସ୍ୱାଧୀନତା ଏବଂ କ୍ଷମତାକୁ ରକ୍ଷା କରିବା ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଓଡ଼ିଶା ଭାରତର ପୂର୍ବ ଉପକୂଳରେ ଅବସ୍ଥିତ ଏକ ପ୍ରଶାସନିକ ରାଜ୍ୟ । ଏହାର ଦକ୍ଷିଣରେ ଆନ୍ଧ୍ର ପ୍ରଦେଶ, ପଶ୍ଚିମରେ ଛତିଶଗଡ଼, ଉତ୍ତରରେ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ଏବଂ ପୂର୍ବରେ ବଙ୍ଗୋପ ସାଗର ରହିଛି । ରାଜ୍ୟର ପଶ୍ଚିମ ଓ ଉତ୍ତରାଂଶ ଛୋଟନାଗପୁର ମାଳଭୂମିର ଅଂଶବିଶେଷ । ଉପକୂଳବର୍ତ୍ତୀ ଅଞ୍ଚଳ ଏବଂ ମହାନଦୀ, ବ୍ରାହ୍ମଣୀଓ ବୈତରଣୀ ନଦୀ ପ୍ରଭୃତିର ମୁହାଣରେ ଉର୍ବର ପଟୁମୃତ୍ତିକା ଯୁକ୍ତ ସମତଳ ଭୂମି ଦେଖାଯାଏ । ଏହି ସମତଳ ଭୂମିରେ ମୂଖ୍ୟତଃ ଧାନଚାଷ କରାଯାଏ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଦେବସ୍ନାନ ପୂର୍ଣ୍ଣିମା ପରଦିନଠାରୁ ନେତ୍ରୋତ୍ସବ ପର୍ଯ୍ୟନ୍ତ ଜଗନ୍ନାଥ ମନ୍ଦିରରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରା ଜରରେ ପୀଡ଼ିତ ହୋଇ ଉପଚାର ଘେନୁଥିବାରୁ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତିନାହିଁ । ଏହି କାଳକୁ ଅଣସର ବା ଅନବସର କୁହାଯାଏ । ଦେବସ୍ନାନ ପୂର୍ଣ୍ଣିମା ଦିନ ଦେବସ୍ନାନ ମଣ୍ଡପରେ ଜଗନ୍ନାଥ, ବଳଭଦ୍ର, ଓ ସୁଭଦ୍ରାଙ୍କ ପ୍ରତିମା ଉପରେ ସୁନାକୂଅର ଅଧିବାସ ହୋଇ ରହିଥିବା ୧୦୮ ଗରା ଜଳ ଢଳାହୋଇ ସ୍ନାନ କରାଯାଏ । ଲଗାତର ୨୧ଦିନ ଧରି ନରେନ୍ଦ୍ର ପୋଖରୀରେ ଚାପଖେଳିବା ପରେ ଶ୍ରୀଜୀଉମାନେ ୧୦୮ ଗରା ଜଳରେ ସ୍ନାନ କରିବାରୁ ତାଙ୍କୁ ଜ୍ୱର ହୋଇଛି ବୋଲି ଯାତ୍ରୀମାନଙ୍କୁ କୁହାଯାଏ । ଜ୍ୱର ହେବାପରେ ଶ୍ରୀଜୀଉମାନଙ୍କୁ ଉପଚାର କରିବା ନିମନ୍ତେ ଦଇତାପତି ସେବକ ଓ ଅନ୍ୟ ସେବକମାନେ ଠାକୁରମାନଙ୍କୁ ଅଣସର ଘରକୁ (ଜଗନ୍ନାଥ ମନ୍ଦିରର ଜଗମୋହନରେ ଚନ୍ଦନ ଅର୍ଗଳି ନିକଟରେ ଥିବା ଏକ ସ୍ଥାନ) ନିଅନ୍ତି । ଏହି ସମୟରେ ମହାପ୍ରଭୁଙ୍କ ଦେହରେ ଚୁଆ, କର୍ପୁର, କସ୍ତୁରୀ ଓ ଚନ୍ଦନ ଲେପନ କରାଯିବା ସହ ପାରମ୍ପାରିକ ଉପଚାର କରାଯାଏ । ଅଣସର ଘରେ କେବଳ ଦଇତା ସେବକମାନେ ଅର୍ଥାତ ବିଶ୍ୱାବସୁଙ୍କ ବଂଶଧରମାନେ ସେବାକାର୍ଯ୍ୟ କରନ୍ତି । ବର୍ଷକ ବାର ମାସ ମଧ୍ୟରୁ ପତି ମହାପାତ୍ର ବା ବ୍ରାହ୍ମଣମାନଙ୍କ ସେବା ୧୧ମାସ ଏବଂ ଦଇତାମାନଙ୍କ ସେବା ଏକ ମାସ । ଏହା ଆଷାଢ଼ କୃଷ୍ଣ ପ୍ରତିପଦାରୁ ନୀଳାଦ୍ରୀ ବିଜେ ଯାଏଁ ଚଉଦଦିନ ଧରି କରାଯାଇଥାଏ ।
ପ୍ରାଣବନ୍ଧୁ କର (୧ ଡିସେମ୍ବର ୧୯୧୪ - ୩୦ ମାର୍ଚ୍ଚ ୧୯୯୮) ଜଣେ ଅଧ୍ୟାପକ, ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ତାଙ୍କ ରଚିତ କେତେକ ଜଣାଶୁଣା ରଚନା ମଧ୍ୟରେ ଅଶାନ୍ତ, ଶ୍ୱେତପଦ୍ମା ଆଦି ନାଟକ, ଦୂରପାହାଡ଼ ଓ ପେଟୁ ଏକାଙ୍କିକା, ଷଣ୍ଢ ଲଢେଇ ଓ ସୁଅ ମୁହଁରେ ପଥର ଆଦି ଗଳ୍ପ ଅନ୍ୟତମ । କର କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ମାଟିର ମଣିଷ, ଫକୀରମୋହନଙ୍କ ମାମୁ, ପ୍ରାୟଶ୍ଚିତ, ଛ ମାଣ ଆଠ ଗୁଣ୍ଠ, ହରେକୃଷ୍ଣ ମହତାବଙ୍କ ଟାଉଟର ଓ ଫତୁରାନନ୍ଦଙ୍କ ନାକଟା ଚିତ୍ରକରର ନାଟ୍ୟରୂପ ଦେଇଥିଲେ । ତାଙ୍କର ଅଶାନ୍ତ ନାଟକ ନିମନ୍ତେ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ସ୍ନାୟୁ ସଂହାର ନାଟକ ନିମନ୍ତେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ ପ୍ରତିବର୍ଷ ୨୨ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅନେକ ବର୍ଷ ଧରି ରଘୁନାଥ ବେଶ ଆଉହୋଇନଥିଲା ବେଳେ ୧୯୯୪ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ନୃସିଂହ ବେଶ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଧ ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା : - ସୁନାବେଶ ପ୍ରାୟ ପାଞ୍ଚ ଥର ଓ ଶ୍ରାଦ୍ଧ ବେଶ ତିନିଥର ସଂପନ୍ନ ହୋଇଥାଏ ।
ଦ୍ରୌପଦୀ ମୁର୍ମୁ (ଜନ୍ମ: ୨୦ ଜୁନ ୧୯୫୮) ଜଣେ ଭାରତୀୟ ରାଜନୀତିଜ୍ଞା ଓ ଭାରତର ୧୫ତମ ତଥା ବର୍ତ୍ତମାନର ରାଷ୍ଟ୍ରପତି । ଭାରତର ରାଷ୍ଟ୍ରପତି ହେବାରେ ସେ ପ୍ରଥମ ଆଦିବାସୀ । ସେ ଭାରତୀୟ ଜନତା ପାର୍ଟିର ଦଳୀୟ ପ୍ରାର୍ଥୀ ଭାବେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରୁ ଦୁଇଥର (୨୦୦୦ ଏବଂ ୨୦୦୪ରେ) ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ଝାଡ଼ଖଣ୍ଡର ରାଜ୍ୟପାଳ (୨୦୧୫-୨୦୨୧) ଭାବରେ କାର୍ଯ୍ୟ କରିଥିଲେ । ବିଜୁ ଜନତା ଦଳ ଏବଂ ଭାରତୀୟ ଜନତା ପାର୍ଟିର ସଂଯୁକ୍ତ ଶାସନ ବେଳେ ସେ ବାଣିଜ୍ୟ ଏବଂ ଗମନାଗମନ ବିଭାଗର ସ୍ୱାଧୀନ ମନ୍ତ୍ରୀ ଭାବେ ୨୦୦୦ ମାର୍ଚ୍ଚ ୬ରୁ ୨୦୦୨ ଅଗଷ୍ଟ ୬ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ ଏବଂ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗରେ ମନ୍ତ୍ରୀ ଭାବେ ୨୦୦୨ ଅଗଷ୍ଟ ୬ରୁ ୨୦୦୪ ମଇ ୧୬ ପର୍ଯ୍ୟନ୍ତ କାର୍ଯ୍ୟକରିଥିଲେ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ହରିହର ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୪୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ଗୀତଗୋବିନ୍ଦ କବି ଜୟଦେବଙ୍କଦ୍ୱାରା ସଂସ୍କୃତ ଭାଷାରେ ରଚିତ ଦ୍ୱାଦଶ ଶତାବ୍ଦୀର ଏକ କାବ୍ୟ । ଦ୍ୱାଦଶ ସର୍ଗ ବିଶିଷ୍ଟ ଏହି କାବ୍ୟଟି ରାଧାକୃଷ୍ଣଙ୍କ ରାସଲୀଳା ଉପରେ ପର୍ଯ୍ୟବସିତ । ବୈଷ୍ଣବ ଭକ୍ତି ମାର୍ଗ ଉପରେ ଗୀତଗୋବିନ୍ଦ କାବ୍ୟର ବିଶେଷ ପ୍ରଭାବ ପଡିଛି । କାନ୍ତ କୋମଳ ପଦାବଳୀ, ମଧୁର ଶବ୍ଦ ସଂଯୋଜନା, ଭକ୍ତି ଭାବରେ ପୂର୍ଣ୍ଣ ବିଷୟ ନିମନ୍ତେ ଗୀତଗୋବିନ୍ଦର ସଂସ୍କୃତ ସାହିତ୍ୟରେ ଏକ ବିଶେଷ ସ୍ଥାନ ରହିଚି । ପ୍ରସିଦ୍ଧ ଦଶାବତାର ବର୍ଣ୍ଣନା ଓ ସ୍ତୋତ୍ର ଏହି କାବ୍ୟର ପ୍ରଥମ ସର୍ଗରେ ରହିଛି । ଶ୍ରୀ ଜଗନ୍ନାଥ ସଂସ୍କୃତି ଓ ପରମ୍ପରାରେ ମଧ୍ୟ ଗୀତଗୋବିନ୍ଦର ଏକ ପ୍ରଧାନ ସ୍ଥାନ ରହିଛି।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଓଡ଼ିଶୀ ଭାରତରେ ପ୍ରଚଳିତ ଓ ଓଡ଼ିଶାରୁ ଆରମ୍ଭ ହୋଇଥିବା ଏକ ଶାସ୍ତ୍ରୀୟ ନୃତ୍ୟ ଓ ସଙ୍ଗୀତ ପରମ୍ପରା । ଏଥିରେ ଅନ୍ତର୍ଭୁକ୍ତ ଓଡ଼ିଶୀ ନୃତ୍ୟକୁ ଭାରତ ସରକାର ଶାସ୍ତ୍ରୀୟ ନୃତ୍ୟ ଓ ଓଡ଼ିଶୀ ସଙ୍ଗୀତକୁ ଓଡ଼ିଶା ସରକାର ଶାସ୍ତ୍ରୀୟ ସଙ୍ଗୀତ ତାଲିକାଭୁକ୍ତ କରିଛନ୍ତି । ଓଡ଼ିଶା ତତ୍କାଳୀନ କଳିଙ୍ଗର ଅଂଶ ଥିଲା ଓ ଖାରବେଳଙ୍କ ସମୟରେ ଖୋଦିତ ରାଣୀଗୁମ୍ଫା, ସ୍ୱର୍ଗପୁରୀ ଓ ମଞ୍ଚପୁରୀ ଗୁମ୍ଫାର ଗାତ୍ରରେ ଦେଖିବାକୁ ମିଳୁଥିବା ନର୍ତ୍ତକୀମାନଙ୍କର ପ୍ରତିମା ତଥା ହାତୀଗୁମ୍ଫା ଅଭିଲେଖରେ ବର୍ଣ୍ଣିତ ନୃତ୍ୟ ବର୍ତ୍ତମାନର ଓଡ଼ିଶୀ ନୃତ୍ୟର ସହ ସମ୍ବନ୍ଧ ଦର୍ଶାଇଥାଏ । ପ୍ରଥମ ଖ୍ରୀଷ୍ଟପୂର୍ବ କାଳରେ ଆଧୁନିକ ଭୁବନେଶ୍ୱରସ୍ଥିତ ଖଣ୍ଡଗିରି ଓ ଉଦୟଗିରିଠାରେ ଓଡ଼ିଶୀ ଏକ ଉନ୍ନତ ନୃତ୍ୟକଳାରେ ପରିଣତ ହୋଇସାରିଥିଲା । ଭରତ ତାଙ୍କ ରଚିତ ନାଟ୍ୟ ଶାସ୍ତ୍ରରେ କଳିଙ୍ଗ ନୃତ୍ୟ ଶୈଳୀରେ ଓଡ଼ିଶୀ ନୃତ୍ୟ ବାବଦରେ ବର୍ଣ୍ଣନା କରି ଏହାର ନାମ ଓଡ୍ର-ମାଗଧି ବୋଲି ଉଲ୍ଲେଖ କରିଥିଲେ । ଭୁବନେଶ୍ୱରର ପର୍ଶୁରାମେଶ୍ୱର ମନ୍ଦିର, ବୈତାଳ ମନ୍ଦିର, ଶିଶିରେଶ୍ୱର ମନ୍ଦିର, ମାର୍କଣ୍ଡେଶ୍ୱର ମନ୍ଦିର, ମୁକ୍ତେଶ୍ୱର ମନ୍ଦିର, ରାଜରାଣୀ ମନ୍ଦିର, ଲିଙ୍ଗରାଜ ମନ୍ଦିର, ମେଘେଶ୍ୱର ମନ୍ଦିର, ପୁରୀର ଜଗନ୍ନାଥ ମନ୍ଦିର ଏବଂ କୋଣାର୍କର ସୂର୍ଯ୍ୟମନ୍ଦିରର ବର୍ହିଭାଗରେ ଖୋଦିତ ନର୍ତ୍ତକୀ ଓ ନାୟିକାମାନଙ୍କର ଅଙ୍ଗଭଙ୍ଗୀ ଓ ମୁଦ୍ରାରୁ ଓଡ଼ିଶୀ ନୃତ୍ୟର ପରମ୍ପରା ସମୃଦ୍ଧ ହୋଇଥିବା ଜଣାଯାଏ । ପରବର୍ତ୍ତୀ କାଳରେ ଏହି ନୃତ୍ୟ ଦେବଦାସୀ ନୃତ୍ୟ (ମାହାରୀ) ଓ ଗୋଟିପୁଅ ଆଦି ନୃତ୍ୟ ପରମ୍ପରାଦ୍ୱାରା ପରିବେଷିତ ହୋଇଆସୁଛି । ଭାରତ ସ୍ୱାଧୀନ ହେବା ପରେ ଏହି ନୃତ୍ୟ ପରମ୍ପରାର ପୁନରୁଦ୍ଧାର କରାଯାଇ ଓଡ଼ିଶୀ ନାମରେ ନାମକରଣ କରାଗଲା ଓ ୧୯୬୪ ମସିହାରେ ଓଡ଼ିଶୀ ଶାସ୍ତ୍ରୀୟ ନୃତ୍ୟ ମାନ୍ୟତା ପାଇଲା । ଏହି ପଦଃକ୍ଷେପ ପଛରେ ମୁଖ୍ୟତଃ ନୃତ୍ୟଗୁରୁ କାଳୀଚରଣ ପଟ୍ଟନାୟକ, ପଙ୍କଜ ଚରଣ ଦାସ, ଦେବ ପ୍ରସାଦ ଦାସ ଓ କେଳୁଚରଣ ମହାପାତ୍ରଙ୍କ ଭୂମିକା ଅନ୍ୟତମ । ଏହି ନୃତ୍ୟରେ ପଖଉଜ, ବେହେଲା, ଗିନି, ଝାଞ୍ଜ ଓ ବଂଶୀ ଆଦି ବାଦ୍ୟଯନ୍ତ୍ର ବ୍ୟବହାର କରାଯାଏ ।
ରତ୍ନାକର ଚଇନି( ୨୫ ଅଗଷ୍ଟ ୧୯୪୫ - ୧୮ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ନାଟ୍ୟକାର, ଗାଳ୍ପିକ ଓ ଔପନ୍ୟାସିକ ଓ ସମାଲୋଚକ ଥିଲେ । ଲେଖନୀ ଚାଳନା ସହ ଜଣେ ସାହିତ୍ୟ ସଂଗଠକ ଓ ଶିକ୍ଷାବିତ ଭାବେ ସେ ନିଜକୁ ପ୍ରତିଷ୍ଠିତ କରିଥିଲେ । ୨୦୧୦ ମସିହାରେ ସଂସ୍କାର ଭାରତୀ ଓ ଉତ୍କଳ ସାହିତ୍ୟ ସମାଜର ଅଧ୍ୟକ୍ଷ କାର୍ଯ୍ୟ ତୁଲାଇଥିଲେ । ତାଙ୍କର ଏଯାବତ ୧୧୧ ଖଣ୍ଡ ପୁସ୍ତକ ପ୍ରକାଶ ପାଇସାରିଛି ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଭୁବନେଶ୍ୱର ଭୁବନେଶ୍ୱର ଓଡ଼ିଶାର ରାଜଧାନୀ । ଭୁବନେଶ୍ୱର ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ଗଠିତ ହୋଇଥିଲା । ଏହି ନଗର ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଛି ।ଭୁବନେଶ୍ୱର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ୱର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ୱାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, କଳିଙ୍ଗ ନଗରୀ, ନଗର କଳିଙ୍ଗ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧ - ୨୩ ଅଗଷ୍ଟ ୧୯୩୮) ଜଣେ ଓଡ଼ିଆ କବି ଥିଲେ । ତାଙ୍କର ଜନ୍ମ ବସ୍ତର ଦେଶୀୟ ରାଜ୍ୟରେ ହୋଇଥିଲା । ବସ୍ତର ଓଡ଼ିଆଭାଷୀ ଅଞ୍ଚଳ । ହେଲେ ତାହା ଓଡ଼ିଶାରେ ନାହିଁ । ତାଙ୍କ ପିତା ଦାନିଏଲ୍ ସାବତ ଜଣେ ଡାକ୍ତର ହିସାବରେ ବ୍ରହ୍ମଦେଶରେ ରହୁଥିଲେ । ଏକାଧାରରେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । କୁନ୍ତଳା ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦, ଅନ୍ୟମତ ୧୭୫୭ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ରୀତିଯୁଗୀୟ ଓଡ଼ିଆ କବି ଓ ଓଡ଼ିଶୀ ସଙ୍ଗୀତକାର ଅଟନ୍ତି। ତରୁଣ ବୟସରେ ସେ ବାଘ ଗୀତ, ଚଢ଼ାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ବିଖ୍ୟାତ ଜର୍ମାନ ଗଣିତଜ୍ଞ । ସେଟ୍ ତତ୍ତ୍ୱର ଉଦ୍ଭାବକ ଭାବେ ପ୍ରସିଦ୍ଧ । ଜୀବନୀ-1970 ଦଶକ ପର୍ଯ୍ୟନ୍ତ, କ୍ୟାଣ୍ଟର ଉପରେ ମୁଖ୍ୟ ଏକାଡେମିକ୍ ପ୍ରକାଶନଗୁଡ଼ିକ ଆର୍ଥର୍ ମୋରିଜ୍ ଶୋନ୍ଫ୍ଲାଇସ୍ (1927)ଙ୍କଦ୍ୱାରା କ୍ଷୁଦ୍ର ମନୋଗ୍ରାଫ୍ ଥିଲା - ମୁଖ୍ୟତ M ମିଟାଗ୍-ଲେଫଲର - ଏବଂ ଫ୍ରେଙ୍କେଲ (1930) ସହିତ ଚିଠି | ଉଭୟ ଦ୍ୱିତୀୟ ଏବଂ ତୃତୀୟ ହାତରେ ଥିଲେ; କିମ୍ବା ତାଙ୍କ ବ୍ୟକ୍ତିଗତ ଜୀବନରେ ଅଧିକ କିଛି ନଥିଲା | ଏହି ଫାଙ୍କଟି ମୁଖ୍ୟତ Eric ଏରିକ୍ ମନ୍ଦିର ବେଲର ମେନ ଅଫ୍ ଗଣିତ (1937)ଦ୍ୱାରା ପୂର୍ଣ୍ଣ ହୋଇଥିଲା, ଯାହା କାଣ୍ଟୋରଙ୍କ ଆଧୁନିକ ଜୀବନୀ ମଧ୍ୟରୁ ଜଣେ “ବୋଧହୁଏ ଗଣିତ ଇତିହାସରେ ବହୁଳ ଭାବରେ ପଢ଼ାଯାଇଥିବା ଆଧୁନିକ ପୁସ୍ତକ” ଭାବରେ ବର୍ଣ୍ଣନା କରିଥିଲେ; ଏବଂ "ସବୁଠାରୁ ଖରାପ" ଭାବରେ | ବେଲ ତାଙ୍କ ପିତାଙ୍କ ସହ ଓଡିପାଲ ଭାବରେ କ୍ୟାଣ୍ଟରଙ୍କ ସମ୍ପର୍କ, କ୍ରୋନେକରଙ୍କ ସହିତ ଦୁଇ ଯିହୁଦୀଙ୍କ ମଧ୍ୟରେ rel ଗଡ଼ା ଏବଂ କ୍ୟାଣ୍ଟରଙ୍କ ପାଗଳତା ତାଙ୍କ ଗଣିତ ପାଇଁ ଗ୍ରହଣ କରିବାରେ ବିଫଳ ହେବା କାରଣରୁ ରୋମାଣ୍ଟିକ ନିରାଶା ଭାବରେ ଉପସ୍ଥାପନ କରିଥିଲେ | ଗ୍ରେଟାନ୍-ଗିନିଜ୍ (1971) ଜାଣିବାକୁ ପାଇଲେ ଯେ ଏହି ଦାବିଗୁଡିକ ମଧ୍ୟରୁ କ true ଣସିଟି ସତ୍ୟ ନୁହେଁ, କିନ୍ତୁ ଅନ୍ୟ କ nar ଣସି କାହାଣୀର ଅନୁପସ୍ଥିତି ହେତୁ ସେଗୁଡିକ ମଧ୍ୟବର୍ତ୍ତୀ ସମୟର ଅନେକ ପୁସ୍ତକରେ ମିଳିପାରେ | ବେଲଠାରୁ ସ୍ୱାଧୀନ କିମ୍ବଦନ୍ତୀ ଅଛି - ଯେଉଁଥିରେ କ୍ୟାଣ୍ଟରଙ୍କ ପିତାଙ୍କୁ ଏକ ପ୍ରତିଷ୍ଠାତା ବୋଲି କୁହାଯାଏ, ଅଜ୍ଞାତ ପିତାମାତାଙ୍କଦ୍ୱାରା ପିଟର୍ସବର୍ଗକୁ ପଠାଯାଇଥିଲା | ଜୋସେଫ ଡାଉବେନଙ୍କ ଜୀବନୀରେ ବେଲଙ୍କ ପୁସ୍ତକର ଏକ ସମାଲୋଚନା ରହିଛି। ଡାବନ୍ ଲେଖିଛନ୍ତି: କ୍ୟାଣ୍ଟର ତାଙ୍କର କେତେକ ଭିଟୁପେରେଟିଭ୍ ଚିଠି, ଏବଂ ବିଟ୍ରାଜ୍ର ଏକ ଅଂଶକୁ ଉତ୍ସର୍ଗ କରିଥିଲେ, ଯାହା ଥୋମା, ଡୁ ବୋଇସ୍ ରେମଣ୍ଡଙ୍କ କାର୍ଯ୍ୟ ମାଧ୍ୟମରେ ଜର୍ମାନୀରୁ ବ୍ୟାପିଥିବା 'ଗଣିତର ଅସୀମ କଲେରା ବ୍ୟାକିଲସ୍' ଭାବରେ ସେ ବର୍ଣ୍ଣନା କରିଥିଲେ। ଏବଂ ଷ୍ଟୋଲଜ୍, ଇଟାଲୀୟ ଗଣିତକୁ ସଂକ୍ରମିତ କରିବା ପାଇଁ ...