ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ମେଂଗତେ ଚଂଗ୍ନେଇଜେଂଗ ମେରି କମ୍(ଏମ୍ ସି ମେରି କମ୍)(ଜନ୍ମ ୧ ମାର୍ଚ୍ଚ ୧୯୮୩) ଯାହାଙ୍କୁ ମେରି କମ୍ ନାମରେ ମଧ୍ୟ ଜଣାଯାଏ, ଜଣେ ଭାରତୀୟ ମହିଳା ମୁଷ୍ଟି ଯୋଦ୍ଧା ଅଟନ୍ତି । ସେ ମୁଷ୍ଟି ଯୁଦ୍ଧରେ 5 ଥରର ବିଶ୍ୱ ଚ୍ୟାମ୍ପିୟାନ ଅଟନ୍ତି। ସେ ହେଉଛନ୍ତି ଏକ ମାତ୍ର ମହିଳା ଯେ କି ୬ ଥର ଯାକ ହୋଇଥିବା ବିଶ୍ୱ ଚ୍ୟାମ୍ପିୟନସିପରେ ପଦକ ଜିତିଛନ୍ତି । "ମ୍ୟାଗନିଫିସେନ୍ଟ୍ ମେରି" ବୋଲାଉଥିବା ମେରି ହେଉଛନ୍ତି ଏକ ମାତ୍ର ଭାରତୀୟ ମହିଳା ଯେ କି ୨୦୧୨ ଲଣ୍ଡନ ଓଲମ୍ପିକ ପାଇଁ ଯୋଗ୍ୟତା ଅର୍ଜନ କରିବା ସଙ୍ଗେ ସଙ୍ଗେ ନିଜ ବର୍ଗ (୫୧ କି.
ଆମୋକ୍ସାପାଇନ, ଏକ ବେପାର ନାମ ଆସେଣ୍ଡିନ, ଅବସାଦ ରୋଗର ଚିକିତ୍ସା ପାଇଁ ବ୍ୟବହୃତ ଏକ ଔଷଧ । ଏଥିରେ ସାଇକୋସିସ କିମ୍ବା ଉଦ୍ବେଗ ସହିତ ଉଦାସୀନତା ଅନ୍ତର୍ଭୁକ୍ତ ଅଟେ । ଏହା ପାଟିରେ ଦିଆଯାଏ | ପ୍ରଭାବ ଆରମ୍ଭ ନିମନ୍ତେ ୨ ସପ୍ତାହ ଲାଗିପାରେ । ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ନିଦ୍ରାଳୁ ଭାବ, ମୁଣ୍ଡ ବୁଲାଇବା, ମୁଣ୍ଡବିନ୍ଧା, ଅସ୍ପଷ୍ଟ ଦୃଷ୍ଟିଶକ୍ତି, ଶୁଖିଲା ପାଟି ଏବଂ କମ୍ପନ ଅନ୍ତର୍ଭୁକ୍ତ | ଅନ୍ୟାନ୍ୟ ପାର୍ଶ୍ୱ ପ୍ରତିକ୍ରିୟାରେ ଏକ୍ସଟ୍ରାପିରାମିଡାଲ ଲକ୍ଷଣ, ଟାର୍ଡିଭ୍ ଡିସକାଇନେସିଆ, ଆତ୍ମହତ୍ୟା ଚିନ୍ତାଧାରା, ହୃତ୍ପିଣ୍ଡ ଆରିଥମିଆ ଏବଂ ଦୁଗ୍ଧ ଉତ୍ପାଦନ ଅନ୍ତର୍ଭୁକ୍ତ ହୋଇପାରେ । ଗର୍ଭାବସ୍ଥାରେ ନିରାପତ୍ତା ଅସ୍ପଷ୍ଟ ଥିବାବେଳେ ଅନ୍ୟ ପ୍ରାଣୀମାନଙ୍କରେ କ୍ଷତି ଦେଖିବାକୁ ମିଳିଛି। ଏହା ଏକ ଟେଟ୍ରାସାଇକ୍ଲିକ୍ ଆଣ୍ଟିଡିପ୍ରେସାଣ୍ଟ ଏବଂ ନରେପିନେଫ୍ରିନକୁ ଅବରୋଧ କରି କାର୍ଯ୍ୟକ୍ଷମ ହେଉଥିବା ବିଶ୍ୱାସ କରାଯାଏ । ୧୯୮୦ ମସିହାରେ ଯୁକ୍ତରାଷ୍ଟ୍ରରେ ଚିକିତ୍ସା ବ୍ୟବହାର ପାଇଁ ଆମୋକ୍ସାପାଇନ୍ ଅନୁମୋଦିତ ହୋଇଥିଲା | ଏହା ଏକ ସାଧାରଣ ଔଷଧ ଭାବରେ ଉପଲବ୍ଧ । ଯୁକ୍ତରାଷ୍ଟ୍ରରେ ଏକ ମାସର ଚିକିତ୍ସା ୨୦୨୨ ସୁଦ୍ଧା ପ୍ରାୟ ୫୦ ଡଲାର ଅଟେ ।
ଆଟୋଭାକୋନ/ ପ୍ରୋଗୁଆନିଲ, ଏକ ବେପାର ନାମ ମଲାରୋନ୍, ହେଉଛି ଦୁଇଟି ମ୍ୟଲେରିଆ ବିରୋଧୀ ଔଷଧ ଆଟୋଭାକୋନ୍ ଏବଂ ପ୍ରୋଗୁଆନିଲର ମିଶ୍ରଣ । ଏହା କ୍ଲୋରୋକାଇନ୍ -ପ୍ରତିରୋଧକ ମ୍ୟାଲେରିଆ ସମେତ ମ୍ୟାଲେରିଆର ଚିକିତ୍ସା ତଥା ପ୍ରତିରୋଧ ପାଇଁ ବ୍ୟବହୃତ ହୁଏ । ଗୁରୁତର କିମ୍ବା ଜଟିଳ ମ୍ୟାଲେରିଆ ପାଇଁ ଏହା ସୁପାରିଶ କରାଯାଏ ନାହିଁ। ଏହା ପାଟିରେ ଦିଆଯାଏ । ସାଧାରଣ ପାର୍ଶ୍ୱ ପ୍ରତିକ୍ରିୟାରେ ପେଟ ଯନ୍ତ୍ରଣା, ବାନ୍ତି, ତରଳ ଝାଡ଼ା, କାଶ, ଏବଂ ଗଲୁ ହୋଇପାରେ । ଗମ୍ଭୀର ପାର୍ଶ୍ୱ ପ୍ରତିକ୍ରିୟାରେ ଆନାଫାଇଲକ୍ସିସ୍, ଷ୍ଟିଭେନ୍ସ - ଜନସନ ସିଣ୍ଡ୍ରୋମ, ହାଲୁସିନେସନ ଏବଂ ଯକୃତ ସମସ୍ୟା ଅନ୍ତର୍ଭୁକ୍ତ ହୋଇପାରେ। ଗର୍ଭଧାରଣ ସମୟରେ କିମ୍ବା ସ୍ତନ୍ୟପାନ କରାଇବା ଶିଶୁ ପାଇଁ ନିରାପଦ କି ନୁହେଁ ତାହା ଅସ୍ପଷ୍ଟ ରହିଛି। ଖରାପ ବୃକ୍କ କାର୍ଯ୍ୟ କରୁଥିବା ବ୍ୟକ୍ତିଙ୍କଠାରେ ମ୍ୟାଲେରିଆକୁ ରୋକିବା ପାଇଁ ପରାମର୍ଶ ଦିଆଯାଇନଥାଏ । ମ୍ୟାଲେରିଆରେ ମାଇଟୋକଣ୍ଡ୍ରିଆର କାର୍ଯ୍ୟରେ ବାଧା ସୃଷ୍ଟି କରି ଆଟୋଭାକୋନ୍ କାର୍ଯ୍ୟ କରୁଥିବାବେଳେ ଡିହାଇଡ୍ରୋଫୋଲେଟ୍ ରିଡକ୍ଟେଜ୍ ଅବରୋଧ କରି ପ୍ରୋଗୁଆନିଲ୍ କାର୍ୟଯକ୍ଷମ ହୁଏ । ୨୦୦୦ ମସିହାରେ ଯୁକ୍ତରାଷ୍ଟ୍ରରେ ଡାକ୍ତରୀ ବ୍ୟବହାର ପାଇଁ ଆଟୋଭାକୋନ୍ / ପ୍ରୋଗୁଆନିଲ୍ ଅନୁମୋଦିତ ହୋଇଥିଲା । ଏହ ଏକ ସାଧାରଣ ଔଷଧ ଭାବରେ ୨୦୧୧ ମସିହାରୁ ଉପଲବ୍ଧ । ଯୁକ୍ତରାଷ୍ଟ୍ରରେ ଏହାର ଏକ ମାତ୍ରା ପିଛା ହୋଲସେଲ ମୂଲ୍ୟ ୨.୮୨ ଡଲାର ରହିଛି । ଯୁକ୍ତରାଜ୍ୟରେ ୨୦୧୯ରୁ ଏହାର ଡୋଜ ପିଛା ମୂଲ୍ୟ £ ୨.୧୦ ରହିଛି ।
ଦୟାନନ୍ଦ ସରସ୍ୱତୀ (ଖ୍ରୀ.ଅ ୧୮୨୪ - ୧୮୮୩) ଥିଲେ ଜଣେ ଲେଖକ, ସମାଜ ସଂସ୍କାରକ ଓ ଆର୍ଯ୍ୟ ସମାଜର ସଂସ୍ଥାପକ । ଦୟାନନ୍ଦ ସଂସ୍କୃତ ଓ ହିନ୍ଦୀ ଭାଷାରେ ପ୍ରଭାବଶାଳୀ ବକ୍ତା ଭାବେ ପରିଚିତ । ସେ କହୁଥିଲେ ମୃତ ବ୍ୟକ୍ତିକୁ ଶ୍ରାଦ୍ଧ ତର୍ପଣ ନଦେଇ ଜୀବିତ ପିତାମାତା ଓ ବୃଦ୍ଧ ବ୍ୟକ୍ତିକୁ ସେବା କରିବା ହେଲା ପିତୃଯଜ୍ଞ । ଫଳିତ ଜ୍ୟୋତିଷ, ସାମୁଦ୍ରିକ ବିଦ୍ୟା, ହସ୍ତରେଖା ଆଦି ଅଯଥାର୍ଥ ଓ ଅନାବଶ୍ୟକ କାମ । ଲୈାକିକ ବ୍ୟବହାରରେ ସାଧୁତା, ଯଥାର୍ଥ କର୍ମସାଧନା, କର୍ତ୍ତବ୍ୟ ପ୍ରତି ନିଷ୍ଠା ବଳରେ ପ୍ରାଣୀ ଫଳପ୍ରାପ୍ତ ହୁଅନ୍ତି ପ୍ରତିମା ପୂଜାଦେଇ ନୁହେଁ । ତାଙ୍କର ଉପଲବ୍ଧ ସତ୍ୟକୁ ପ୍ରତିପାଦିତ କରିବାକୁ ଯାଇ ସେ ଅପୌତ୍ତଳିକତା ଓ ନିଚ୍ଛକ ବୈଦିକ ସତ୍ୟର ଆଲୋଚନା ପାଇଁ ଆର୍ଯ୍ୟ ସମାଜ ସ୍ଥାପନ କରିଥିଲେ । ଆର୍ଯ୍ୟ ସମାଜ ଜରିଆରେ ଶିକ୍ଷାର ପ୍ରସାର କରାଇ ନାରୀକୁ ପୁରୁଷ ସହ ସମାନ ଅଧିକାର ଦେବାର ଯୁକ୍ତି ସେ ଦର୍ଶାଇଥିଲେ ।
ମେହଦି ହାସନ ଖାନ (ଜୁଲାଇ ୧୮, ୧୯୨୭ - ଜୁନ ୧୩, ୨୦୧୨) ଜଣେ ପାକିସ୍ତାନୀ ଗଜଲ ଗାୟକ ଥିଲେ । ସେ "କିଙ୍ଗ ଅଫ ଗଜଲ" (ଗଜଲ ଜଗତର ରାଜା) ତଥା ଏକ ଜଣାଶୁଣା ପାକିସ୍ତାନୀ ପ୍ରଚ୍ଛଦପଟ୍ଟ ଗାୟକ ହିସାବରେ ସାରା ପୃଥିବୀରେ ସୁପ୍ରସିଦ୍ଧ ଥିଲେ। ତାଙ୍କୁ ପାକିସ୍ତାନ ସରକାରଙ୍କଦ୍ୱାରା "ତମଘା-ଏ-ଇମତିୟାଜ" ଏବଂ " ହିଲାଲ-ଏ-ଇମତିୟାଜ" ସମ୍ମାନରେ ସମ୍ମାନିତ କରାଯାଇଛି । ମେହଦି ହାସନଙ୍କ ମୃତ୍ୟୁ ଜୁନ ୧୩, ୨୦୧୨ରେ ପାକିସ୍ତାନର କରାଚୀସ୍ଥିତ ଏକ ବେସରକାରୀ ଡାକ୍ତରଖାନାରେ ହେଇଥିଲା । ଦୀର୍ଘ ୫ ଦଶନ୍ଧି ଧରି ସେ ଗଜଲ ଦୁନିଆରେ ପ୍ରଭାବ ବିସ୍ତାର କରିଆସିଥିଲେ l ବିଶ୍ୱ ଉର୍ଦ୍ଦୁ କବିତା ଜଗତରେ ସେ ଏକ ନୂଆ ଜାଗରଣ ସୃଷ୍ଟି କରିଥିଲେ l "ଗୁଲୋ ମେଲୋ ରଙ୍ଗ ଭରେ"ଠାରୁ ଆରମ୍ଭକରି "ଜିନ୍ଦଗି ମେ ତୋ ସଭି ପ୍ୟାର କିୟା କରତେ ହେଁ" ଏବଂ "ଅବକେ ବିଛଡେ ଖ୍ୱାବ ମେ ମିଲେ" ଭଳି ଗଜଲ ଗାଇ ସେ ଶ୍ରୋତାଙ୍କ ହୃଦୟରେ ସ୍ୱତନ୍ତ୍ର ସ୍ଥାନ ପାଇ ପାରିଥିଲେ l ଦୀର୍ଘ ୫୦ ବର୍ଷର ସଙ୍ଗୀତ ଜୀବନ ମଧ୍ୟରେ ସେ ଉର୍ଦ୍ଦୁ, ପଞ୍ଜାବୀ ଏବଂ ବଙ୍ଗଳା ଭାଷାରେ ୨୦ ହଜାରରୁ ଅଧିକ ଗଜଲ ଓ ନାନାଦି ସଙ୍ଗୀତ ଗାଇଛନ୍ତି l
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରାଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭାଦ୍ୱାରା ନିର୍ମିତ) । ଏହା ଲୋକଙ୍କଦ୍ୱାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ଲକ୍ଷ୍ମୀର ଅଭିସାର, ୧୯୯୮ ମସିହାରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ହରିରାମ ଅଗ୍ରୱାଲ ଓ ଲକ୍ଷ୍ମୀନାରାୟଣ ଅଗ୍ରୱାଲ । ମନୋଜ ଦାସ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ରାଜୁ ମିଶ୍ର ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।ଯାଜ୍ଞସେନୀ ଯେନା, ମିହିର ଦାସ, ବିଦ୍ୟୁତଲାଲ ଦେବୀ, ରବି ମିଶ୍ର, ଶିଳାଲିପି ପରିଡ଼ା, ସରୋଜ ଦାସ, ଅନିତା ଦାସ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଚନ୍ଦ୍ରଯାନ-୩ (ସଂସ୍କୃତ: चन्द्रयान-3) ହେଉଛି ଭାରତୀୟ ମହାକାଶ ଗବେଷଣା ସଂଗଠନ, ଇସ୍ରୋ ଦ୍ୱାରା ତୃତୀୟ ଚନ୍ଦ୍ର ଅନୁସନ୍ଧାନ ଅଭିଯାନ । ଏଥିରେ ଚନ୍ଦ୍ରଯାନ-୨ ଭଳି ଲ୍ୟାଣ୍ଡର ଓ ରୋଭର ରହିଥିଲେ ହେଁ ଏଥିରେ ପରିକ୍ରମଣକାରୀ (ଅର୍ବିଟର) ନାହିଁ । ଏହାର ପ୍ରୋପଲ୍ସନ୍ ମଡ୍ୟୁଲ୍ ଏକ ଯୋଗାଯୋଗ ରିଲେ ସାଟେଲାଇଟ୍ ଭଳି ଆଚରଣ କରେ । ମହାକାଶଯାନ ୧୦୦ କିଲୋମିଟର ଚନ୍ଦ୍ର କକ୍ଷପଥରେ ରହିବା ପର୍ଯ୍ୟନ୍ତ ପ୍ରୋପଲସନ ମଡ୍ୟୁଲ ଲ୍ୟାଣ୍ଡର ଏବଂ ରୋଭର ବହନ କରିଥାଏ ।ଚନ୍ଦ୍ରଯାନ-୨ ପରେ ସଫ୍ଟ ଲ୍ୟାଣ୍ଡିଂ ଗାଇଡେନ୍ସ ସଫ୍ଟୱେୟାରରେ ଶେଷ ମୁହୂର୍ତ୍ତରେ ସଫ୍ଟ ଲ୍ୟାଣ୍ଡିଂ ଗାଇଡେନ୍ସ ସଫ୍ଟୱେୟାରରେ ତ୍ରୁଟି ଯୋଗୁଁ ସଫଳ କକ୍ଷପଥ ପ୍ରବେଶ ପରେ ଲ୍ୟାଣ୍ଡରର ସଫ୍ଟ ଲ୍ୟାଣ୍ଡିଂ ପ୍ରୟାସ ବିଫଳ ହେବା ପରେ ଆଉ ଏକ ଚନ୍ଦ୍ର ଅଭିଯାନ ପ୍ରସ୍ତାବ ଦିଆଯାଇଥିଲା। ଏହି ଅଭିଯାନକ୍ରମେ ୨୦୨୪ ମସିହାରେ ଜହ୍ନର ଦକ୍ଷିଣ ମେରୁରେ ରୋଭର (ଚନ୍ଦ୍ର ଉପରେ ବୁଲାବୁଲି କରି ତାହାର ମାଟିର ନମୁନା ସଂଗ୍ରହ କରିବା) ଏବଂ ଏକ ଲ୍ୟାଣ୍ଡର (ଚନ୍ଦ୍ର ଉପରେ ଓଲ୍ହାଇବା) ପଠାଯାଇ ନିରୀକ୍ଷଣ କରାଯିବ ।ଏହି ଅଭିଯାନଟି ନୂତନ ଭୂମି ଅନୁଧ୍ୟାନ ସହିତ ଜଡ଼ିତ କଳାକୌଶଳ ଯଥା ଯାନ ପରିବହନ ଏବଂ କିଛି ଶହ କିଲୋଗ୍ରାମ ଓଜନର ଆସବାବପତ୍ର ସହିତ ମେରୁ ସ୍ଥାନରେ କିପରି ଦୀର୍ଘସ୍ଥାୟୀ ରାତ୍ରଯାପନ ହୋଇପାରିବ ତାହା ଉପରେ ଅଧିକ ଅନୁଧ୍ୟାନ କରିବ । ସମ୍ଭାବିତ ପାଣିର ଖୋଜା, ନମୁନା ସଂଗ୍ରହ ଏବଂ ତଦନ୍ତ ମୁଖ୍ୟତଃ ଏହି ଅଭିଯାନର ଲକ୍ଷ୍ୟ ହୋଇପାରେ । ଅନ୍ୟାନ୍ୟ ଅନ୍ତରୀକ୍ଷ ସଂସ୍ଥାଗୁଡ଼ିକରୁ ପେଲୋଡ ବା ଆସବାବପତ୍ର ନେବାକୁ ପ୍ରସ୍ତାବ ଦିଆଯିବ ।୧୪ ଜୁଲାଇ ୨୦୨୩ ତାରିଖରେ ଚନ୍ଦ୍ରଯାନ-୩କୁ ସଫଳତାର ସହିତ ଏଲଭିଏମ୩ ଏମ୪ ରକେଟଦ୍ୱାରା କକ୍ଷପଥରେ ସ୍ଥାପନ କରାଯାଇଥିଲା ।
ଡେଙ୍ଗୁ ଜ୍ୱର ଏକ ମଶା ବାହିତ (mosquito-borne ଗ୍ରୀଷ୍ମ ମଣ୍ଡଳୀୟ ରୋଗ (tropical disease) ଯାହା ଡେଙ୍ଗୁ ଭୁତାଣୁଦ୍ୱାରା (dengue virus) ହୁଏ । ଦେହରେ ସଂକ୍ରମଣ ପ୍ରବେଶ ପରେ ୩ରୁ ୧୪ ଦିନ ମଧ୍ୟରେ ଏହାର ଲକ୍ଷଣ ବାହାରେ । ଏହି ରୋଗରେ ଅଧିକ ଜ୍ୱର, ମୁଣ୍ଡ ବିନ୍ଧା, ବାନ୍ତି, ମାଂସପେଶୀ ଯନ୍ତ୍ରଣା (muscle|), ଗଣ୍ଠି ଯନ୍ତ୍ରଣା (joint pains) ଓ ଏକ ନିର୍ଦ୍ଦିଷ୍ଟ ପ୍ରକାରର ଚର୍ମ ରାସ୍ (skin rash) ହୁଏ । ଏହା ୨/୩ ଦିନ ମଧ୍ୟରେ ଉପଶମ ହୋଇଯାଏ । ଅଳ୍ପ ଅନୁପାତରେ ଏହି ରୋଗ ସାଂଘାତିକ ହୋଇ ଡେଙ୍ଗୁ ରକ୍ତସ୍ରାବୀ ଜ୍ୱରରେ ପରିବର୍ତ୍ତିତ ହୋଇ ରକ୍ତସ୍ରାବ (bleeding), ସ୍ୱଳ୍ପ ପ୍ଲାଟେଲେଟ ସ୍ତର (low levels of blood platelets), ରକ୍ତ ପ୍ଲାଜ୍ମା (blood plasma) ଝରଣ (leak) ଓ ଶେଷରେ ଡେଙ୍ଗୁ ସିଣ୍ଡ୍ରୋମ ହୁଏ ଯେଉଁଥିରେ ଅତ୍ୟଧିକ ନିମ୍ନ ରକ୍ତଚାପ (dangerously low blood pressure) ହୁଏ । ଡେଙ୍ଗୁ ରୋଗ ଅନେକ ପ୍ରକାରର ଏଡିସ (Aedes) ଜାତିର ମଶା (mosquito) ବିଶେଷତଃ ଏ ଇଜିପ୍ଟିଦ୍ୱାରା (A. aegypti) ମୂଖ୍ୟତଃ ସୃଷ୍ଟି ହୁଏ । ପାଞ୍ଚ ପ୍ରକାରର ଏହି ଭୁତାଣୁ ଅଛନ୍ତି; ସେଥିମଧ୍ୟରୁ ଗୋଟିଏ ପ୍ରକାରର ଭୁତାଣୁଦ୍ୱାରା ସଂକ୍ରମିତ ହେଲେ ସେହି ପ୍ରକାର ଭୁତାଣୁ ନିମନ୍ତେ ଜୀବନବ୍ୟାପୀ ଇମ୍ମ୍ୟୁନିଟି (immunity) ହୁଏ, ଅନ୍ୟ ପ୍ରକାର ଭୁତାଣୁ ନିମନ୍ତେ ସ୍ୱଳ୍ପକାଳୀନ ଇମ୍ମ୍ୟୁନିଟି ରହେ । ଅନ୍ୟ ପ୍ରକାର ଭୁତାଣୁଦ୍ୱାରା ସଂକ୍ରମିତ ହେଲେ ସାଂଘାତିକ ଜଟିଳତା ସୃଷ୍ଟି ହେବା ସମ୍ଭାବନା ଥାଏ । ରୋଗ ନିଶ୍ଚିତ କରିବା ନିମନ୍ତେ ଅନେକ ପ୍ରକାରର ପରୀକ୍ଷା ଅଛି, ସେମାନଙ୍କ ମଧ୍ୟରୁ ଭୁତାଣୁ ଆଣ୍ଟିବଡି (antibodies) ଓ ଭୁତାଣୁର ଅରଏନଏ (RNA) ଅନୁସନ୍ଧାନ କରି ପାଇଲେ ନିଶ୍ଚିତ ହୋଇଯାଏ । ଗୋଟିଏ ନୂଆ ଡେଙ୍ଗୁ ଜ୍ୱର ଟିକା (vaccine for dengue fever) ବ୍ୟବହାର ନିମନ୍ତେ ତିନୋଟି ଦେଶରେ ଅନୁମୋଦନ ଲାଭ କରିଛି । ମଶାଙ୍କର ରହିବା ସ୍ଥାନ କମେଇ ଓ କାମୁଡ଼ିବାକୁ ନ ଦେଇ ଏହି ରୋଗ ପ୍ରତିରୋଧ କରିହେବ । ସ୍ଥିର ଜଳ ନିଷ୍କାସନ କରି ଓ ଦେହକୁ ଲୁଗାରେ ଆବୃତ କରି ଏହା ସମ୍ଭବପର କରିହେବ । ମଧ୍ୟମ ଓ ସାମାନ୍ୟ ଧରଣର ରୋଗ ପାଇଁ ସାହାଯ୍ୟକାରୀ ଚିକିତ୍ସା ଓ ତରଳ ପଦାର୍ଥ ପାଟିରେ ବା ଶିରାଭ୍ୟନ୍ତରରେ (intravenously) ଦିଆଯାଏ । ସାଂଘାତିକ ରୋଗରେ ରକ୍ତ ପରିଦାନ (blood transfusion) ଦରକାର ହୁଏ । ପ୍ରତି ବର୍ଷ ପ୍ରାୟ ୫ ଲକ୍ଷ ଲୋକଙ୍କର ଆଡମିଶନ ଆବଶ୍ୟକ ହୁଏ । ନନ୍ସ୍ଟିରଏଡାଲ ଆଣ୍ଟି-ଇନଫ୍ଲାମେଟରି ଡ୍ରଗ (nonsteroidal anti-inflammatory drug) ଯୋଗୁ ଅଧିକ ରକ୍ତସ୍ରାବ ଅଧିକ ହେଉଥିବାରୁ ତା ବଦଳରେ ଆଇବୁପ୍ରୋଫେନ ଔଷଧ ବ୍ୟବହାର କରିବାକୁ ସୁପାରିସ କରାଯାଉଛି । ଦ୍ୱିତୀୟ ବିଶ୍ୱଯୁଦ୍ଧ ପରଠାରୁ ଡେଙ୍ଗୁ ଏକ ପୃଥିବୀବ୍ୟାପି ସମସ୍ୟା ହୋଇ ଠିଆ ହୋଇଛି ଓ ପ୍ରାୟ ୧୧୦ଟି ଦେଶରେ ଏହା ସ୍ଥାନୀକ ରୋଗ (endemic) ହୋଇ ରହିଛି । ପ୍ରତି ବର୍ଷ ପ୍ରାୟ ୫୦ରୁ ୫୨୮ ନିୟୁତ ଲୋକ ସଂକ୍ରମିତ ହେଉଛନ୍ତି ଓ ତାଙ୍କ ମଧ୍ୟରୁ ୧୦୦୦୦ରୁ ୨୦,୦୦୦ ଲୋକ ମରୁଛନ୍ତି । ସନ ୧୭୭୯ରୁ ଏହି ରୋଗ ବିଷୟରେ ବର୍ଣ୍ଣନା ଲିଖିତ ଅଛି । ବିଂଶ ଶତାବ୍ଦୀ ପ୍ରାରମ୍ଭରୁ ଏହି ରୋଗର କାରଣ ଓ ସଞ୍ଚାର ବିଷୟ ମଣିଷ ଜାଣିଛି । ମଶା ନିଶ୍ଚିହ୍ନ କରିବା ସହିତ ଭୁତାଣୁ ନିମନ୍ତେ ଔଷଧ ତିଆରି କାମ ଚାଲିଛି । ଏହାକୁ ଉପେକ୍ଷା କରାଯାଇଥିବା ଟ୍ରପିକାଲ ରୋଗ (neglected tropical disease) ଭାବରେ ବର୍ଗୀକରଣ କରାଯାଇଛି ।
ଆଦି ଶଙ୍କର (ସଂସ୍କୃତ : आदिशङ्करः) (୭୮୮- ୮୨୦ ଖ୍ରୀଷ୍ଟାବ୍ଦ) ଏକାଧାରରେ ଜଗତର ଅନ୍ୟତମ ଧର୍ମଗୁରୁ, ଦାର୍ଶନିକ, ସମାଜ ସଂସ୍କାରକ ଓ ବେଦାନ୍ତର ମୂଖ୍ୟ ପ୍ରବକ୍ତା । ସେ ଆଦି ଶଙ୍କର ଓ ଶଙ୍କର ଭଗବତ୍ ପାଦ ନାମରେ ମଧ୍ୟ ପରିଚିତ । ଅଦ୍ୱୈତ ବେଦାନ୍ତର ଶେଷ୍ଠ ପ୍ରବକ୍ତା ରୂପରେ ସେ ବିଶ୍ୱର ଦାର୍ଶନିକ ମଣ୍ଡଳୀରେ ସ୍ୱୀକୃତ ଓ ସମାଦୃତ । ସେ ଦଶନାମୀ ସନ୍ୟାସୀ ସମ୍ପ୍ରଦାୟର ପ୍ରତିଷ୍ଠା କରିଥିଲେ । ହିନ୍ଦୁ ଧର୍ମର ପୁନଃ ସ୍ଥାପନା ଏବଂ ସମାଜ ସଂସ୍କାରରେ ତାଙ୍କର ଦାନ ଅତୂଳନୀୟ ସଂସ୍କୃତ ଭାଷାରେ ତାଙ୍କ ରଚନା ସମୂହଦ୍ୱାରା ସେ ଆତ୍ମା ଓ ନିର୍ଗୁଣ ବ୍ରହ୍ମଙ୍କ ଏକତ୍ତ୍ୱ ପ୍ରତିପାଦନ କରିଥିଲେ । ତାଙ୍କ ମତ ସପକ୍ଷରେ ସେ ବେଦାନ୍ତର ପ୍ରସ୍ଥାନ ତ୍ରୟୀ ପ୍ରଧାନ ଉପନିଷଦ ସମୂହ, ବ୍ରହ୍ମସୂତ୍ର ଓ ଭଗବଦ୍ ଗୀତା ଉପରେ ବିସ୍ତୃତ ଭାଷ୍ୟ ରଚନା କରିଥିଲେ । ତାଙ୍କ ରଚନାରେ ଉପନିଷଦମାନଙ୍କର ବାଖ୍ୟା କରାଯାଇଛି । ସେ ହିନ୍ଦୁ ଧର୍ମର ଅନ୍ୟତମ ଦର୍ଶନ ମତ ମୀମାଂଶା ବା ପୂର୍ବ ମୀମାଂଶା, ଯାହା ବୈଦିକ କର୍ମକାଣ୍ଡର ପ୍ରୋତ୍ସାହନ କରିଥାଏ, ତାହାର ସମାଲୋଚନା କରିଥିଲେ । ସେ ମଧ୍ୟ ବୈଦିକ ହିନ୍ଦୁ ଧର୍ମ ଓ ବୌଦ୍ଧ ମତ ମଧ୍ୟରେ ଥିବା ପ୍ରଧାନ ବିଭେଦ ଦର୍ଶାଇ ଥିଲେ ।
ନଈ ସେପାରୀ କନକ ଗୋରୀ, ୨୦୧୩ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଅଜୟ ମହାନ୍ତି । ଅନନ୍ୟା ଚଳଚ୍ଚିତ୍ର ପ୍ରଯୋଜନା ସଂସ୍ଥା ଅଧିନରେ ଏହି ଚଳଚ୍ଚିତ୍ରଟିର ନିର୍ମାଣ କରାଯାଇଥିଲା । ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ ଅଜୟ ମହାନ୍ତି ଏବଂ ସଂଳାପ ରଚନା କରିଥିଲେ ଦେବ ପ୍ରସାଦ ଦାସ । ପଙ୍କଜ ପାଢ଼ୀ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
{{Use British English|date=November 2011}} ଶ୍ରୀନିବାସ ରାମାନୁଜନ (pronunciation ) (୨୨ ଡିସେମ୍ବର ୧୮୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ 'ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଚନ୍ଦ୍ରଯାନ-୨ ଭାରତର ଦ୍ୱିତୀୟ ଚନ୍ଦ୍ର ଅଭିଯାନ ଥିଲା । ଚନ୍ଦ୍ରଯାନ-୧ର ସଫଳତା ପରେ ଭାରତୀୟ ଅନ୍ତରୀକ୍ଷ ଅନୁସନ୍ଧାନ ସଂଗଠନ ବା ଇସ୍ରୋଦ୍ୱାରା ଏହି ମିଶନର ପରିକଳ୍ପନା କରାଯାଇଥିଲା । ଚନ୍ଦ୍ରଯାନ-୨ ଅଭିଯାନରେ ଇସ୍ରୋକୁ ୯୫ ପ୍ରତିଶତ ସଫଳତା ମିଳିଥିଲା ।ଏହାର ପୂର୍ବବର୍ତ୍ତୀ ଅଭିଯାନ ଚନ୍ଦ୍ରଯାନ-୧ ପରି ଚନ୍ଦ୍ରଯାନ-୨ ସାଇଣ୍ଟିଫିକ୍ ପେଲୋଡ୍ ସହିତ ଏକ ମୁନ୍-ଅର୍ବିଟର ଚନ୍ଦ୍ର ଚାରିପଟେ ପ୍ରଦିକ୍ଷଣ କରିଥିଲା । ଯୋଜନା ମୁତାବକ ଚନ୍ଦ୍ରଯାନ-୨ ଚନ୍ଦ୍ରର କକ୍ଷ ପଥରେ ପହଞ୍ଚିବା ପରେ, ପ୍ରଜ୍ଞାନ ରୋଭରକୁ ନେଇ ବିକ୍ରମ ଲ୍ୟାଣ୍ଡର ଚନ୍ଦ୍ର ପୃଷ୍ଠରେ ଏକ ଅପେକ୍ଷାକୃତ ଉଚ୍ଚ ମଇଦାନରେ ଅବତରଣ କରିବାକୁ ଚେଷ୍ଟା କରିଥିଲା । ଚନ୍ଦ୍ର ଭୂମିପୃଷ୍ଠକୁ ଅବତରଣ କରିବାବେଳେ ବିକ୍ରମ ଲ୍ୟାଣ୍ଡରଟି ନିର୍ଦ୍ଧାରିତ କକ୍ଷପଥରୁ ବିଚ୍ୟୁତ ହୋଇଥିଲା ଏବଂ ଚନ୍ଦ୍ରପୃଷ୍ଠରୁ ୨.୧ କିଲୋମିଟର ଉଚ୍ଚତାରେ ଥିବା ସମୟରେ ଇସ୍ରୋ ସହ ସମସ୍ତ ଯୋଗାଯୋଗ ବିଛିନ୍ନ ହୋଇଯାଇଥିଲା। ଅର୍ବିଟର ଜରିଆରେ ପ୍ରାପ୍ତ ଥର୍ମାଲ୍ ଅପଟିକାଲ ଚିତ୍ରକୁ ଅନୁଧ୍ୟାନ କରି ବିକ୍ରମ ଲ୍ୟାଣ୍ଡର ହାର୍ଡ ଲ୍ୟାଣ୍ଡିଙ୍ଗ୍ କରିଛି ବୋଲି ବୋଲି ଇସ୍ରୋ ମୂଖ୍ୟ କେ.
ଜଗତର ନାଥ ଶ୍ରୀ ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରା ଓ ସୁଦର୍ଶନଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ବରାହମିହିର (ସନ ୫୦୫- ସନ ୫୮୭) ହେଉଛନ୍ତି ଜଣେ ମହାନ୍ ଭାରତୀୟ ଗଣିତଜ୍ଞ, ଜ୍ୟୋତିର୍ବିଦ ଓ ଖଗୋଳ ବିଜ୍ଞାନୀ। ସେ କେବଳ ବରାହ ବା ମିହିର ଭାବେ ମଧ୍ୟ ପରିଚିତ। ତାଙ୍କର ଜନ୍ମ ଉଜ୍ଜୟିନୀରେ ହୋଇଥିଲା ।ପିତା ଆଦିତ୍ୟଦାସଙ୍କଠାରୁ ପାରମ୍ପାରିକ ଗଣିତ ଏବଂ ଜ୍ୟୋତିଷ ଶାସ୍ତ୍ର ଅଧ୍ୟୟନ କରି ସେଥିରେ ଅନେକ ସଂସ୍କାର ଆଣିଥିଲେ। ଗୁପ୍ତ ସାମ୍ରାଜ୍ୟର ବିକ୍ରମାଦିତ୍ୟ(ଚନ୍ଦ୍ରଗୁପ୍ତ-୨ୟ)ଙ୍କ ରାଜସଭାରେ ସେ ନବରତ୍ନଙ୍କ ମଧ୍ୟରେ ସ୍ଥାନ ପାଇଥିଲେ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ସୁସ୍ମିତା ଦେବ (ଜନ୍ମ: ୨୫ ସେପ୍ଟେମ୍ବର ୧୯୭୨) ଜଣେ ଭାରତୀୟ ରାଜନେତା ତଥା ପଶ୍ଚିମବଙ୍ଗର ରାଜ୍ୟସଭାର ସଦସ୍ୟ ଏବଂ ସେ ସର୍ବଭାରତୀୟ ତୃଣମୂଳ କଂଗ୍ରେସର ସଦସ୍ୟ ଅଟନ୍ତି । ଏହାପୂର୍ବରୁ ସେ ୨୦୧୪ ମସିହାରେ ହେବାକୁ ଥିବା ଭାରତୀୟ ସାଧାରଣ ନିର୍ବାଚନରେ ଆସାମର ସିଲଚରରୁ ଭାରତ ସଂସଦର ନିମ୍ନ ଗୃହର ଲୋକସଭାକୁ ନିର୍ବାଚିତ ହୋଇଥିଲେ । ସେ 【ଅଲ ଇଣ୍ଡିଆ ମହିଳା କଂଗ୍ରେସ】ର ପୂର୍ବତନ ସଭାପତି ଅଟନ୍ତି । ସେ ୨୦୧୯ ଲୋକସଭା ନିର୍ବାଚନରେ ବିଜେପି ପ୍ରାର୍ଥୀ ରାଜଦୀପ ରୟେଙ୍କୁ ଅଧିକ ଭୋଟରେ ହରାଇଥିଲେ । ପରେ ସେ ଭାରତୀୟ ଜାତୀୟ କଂଗ୍ରେସରୁ ଇସ୍ତଫା ଦେବା ସହ ୨୦୨୧ ମସିହାରେ ସର୍ବଭାରତୀୟ ତୃଣମୂଳ କଂଗ୍ରେସରେ ଯୋଗ ଦେଇଥିଲେ ।
ହୀରାକୁଦ ନଦୀବନ୍ଧ, ମହାନଦୀ ତଟରେ ଅବସ୍ଥିତଥିବା ଓଡ଼ିଶାର ସବୁଠୁ ବଡ଼ ନଦୀବନ୍ଧ ଓ ଜଳ ପରିଯୋଜନା । ଏଠାରୁ ଜଳ ବିଦ୍ୟୁତ ଶକ୍ତି ଉତ୍ପାଦନ କରାଯାଇ ସାରା ଓଡ଼ିଶାକୁ ବିତରଣ କରାଯାଏ । ଏହା କୃଷି ଜଳସେଚନରେ ମଧ୍ୟ ସାହାଯ୍ୟ କରେ । ବନ୍ୟା ନିୟନ୍ତ୍ରଣ, ଜଳସେଚନ ଓ ବିଦ୍ୟୁତ ଉତ୍ପାଦନକୁ ଦୃଷ୍ଟିରେ ରଖି ହୀରାକୁଦ ବହୁମୁଖୀ ନଦୀବନ୍ଧ ଯୋଜନା ଭାରତ ସରକାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୧୯୫୭ରେ ସମ୍ପୂର୍ଣ୍ଣ ହୋଇଥିଲା । ଏହି ନଦୀବନ୍ଧ ଯୋଜନାରେ ସମୁଦାୟ ୮୪,୯୯୪ ବର୍ଗ କି.ମି. ଅଞ୍ଚଳରୁ ଜଳ ସଂଗୃହିତ ହେଉଥିବାବେଳେ ସେଥିରୁ ୬୭,୧୬୮ ବର୍ଗ କି.ମି.
ଶାନ୍ତନୁ ଆଚାର୍ଯ୍ୟ (ଜନ୍ମ: ୧୫ ମଇ ୧୯୩୩) ଜଣେ ଓଡ଼ିଆ ଗାଳ୍ପିକ, ଔପନ୍ୟାସିକ ଓ ଶିଶୁ ସାହିତ୍ୟିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ । ଶାନ୍ତନୁ ପ୍ରଥମେ ସମ୍ବଲପୁରର ଓରିଏଣ୍ଟ କାଗଜ କଳରେ କେମିଷ୍ଟ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହେବା ପରେ ୧୯୫୮ ମସିହା ଜାନୁଆରୀ ୩ତାରିଖରେ ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ, ପାରଳାଖେମୁଣ୍ଡିର ରସାୟନ ବିଭାଗରେ ଅଧ୍ୟାପକ ଭାବେ ଯୋଗ ଦେଇଥିଲେ । ତା'ଙ୍କ ସହ ସେହି ଦିନ ମହାପାତ୍ର ନୀଳମଣି ସାହୁ ମଧ୍ୟ ଓଡ଼ିଆ ବିଭାଗର ଅଧ୍ୟାପକ ଭାବେ ସେହି ମହାବିଦ୍ୟାଳୟରେ କାର୍ଯ୍ୟାରମ୍ଭ କରିଥିଲେ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ମୂରଲୀଧର କୁଅଁର (୧୭ ଜୁଲାଇ ୧୯୩୨ - ୩୧ ଅଗଷ୍ଟ ୨୦୧୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ମୂରଲୀଧର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ, କଂଗ୍ରେସ (ଆର୍) ଓ ଉତ୍କଳ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସେ ତିନିଥର କାର୍ଯ୍ୟ କରିଥିଲେ । ୧୯୬୧, ୧୯୭୧ ଓ ୧୯୭୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରାମଚନ୍ଦ୍ରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୩ୟ, ୫ମ ଓ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହାକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହାଯାଏ । ପ୍ରତ୍ୟେକ ବେଦର ନିଜସ୍ୱ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
ପୃଥିବୀର ବାୟୁମଣ୍ଡଳ, ସାଧାରଣତଃ ବାୟୁ ନାମରେ ପରିଚିତ, ଏକ ଗ୍ୟାସ୍ମାନଙ୍କ ସମାହାର ଯାହା ପୃଥିବୀ ଗ୍ରହକୁ ଘେରି ରହିଛି ଓ ପୃଥିବୀର ମାଧ୍ୟାକର୍ଷଣ ଶକ୍ତି ବଳରେ ଆକର୍ଷିତ ହୋଇ ରହିଛି । ଏହି ବାୟୁମଣ୍ଡଳ ପୃଥିବୀର ଜୀବମାନଙ୍କୁ ଅତିବାଇଗିଣୀ ରଶ୍ମୀ ସୌର ରାଡିଏସନକୁ (ultraviolet solar radiation) ଅବଶୋଷଣ କରି ସୁରକ୍ଷା ଦିଏ, ଏହାର ବାହ୍ୟ ଭାଗକୁ ଉଷୁମ ରଖେ ଓ ଦିବାରାତ୍ରୀର ଚରମ ଉତ୍ତାପକୁ (ଦୈନନ୍ଦିନ ଉତ୍ତାପ ପରିବର୍ତ୍ତନ) କମେଇ ଦିଏ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଦ୍ରୌପଦୀ ମୁର୍ମୁ (ଜନ୍ମ: ୨୦ ଜୁନ ୧୯୫୮) ଜଣେ ଭାରତୀୟ ରାଜନୀତିଜ୍ଞା ଓ ଭାରତର ୧୫ତମ ତଥା ବର୍ତ୍ତମାନର ରାଷ୍ଟ୍ରପତି । ଭାରତର ରାଷ୍ଟ୍ରପତି ହେବାରେ ସେ ପ୍ରଥମ ଆଦିବାସୀ । ସେ ଭାରତୀୟ ଜନତା ପାର୍ଟିର ଦଳୀୟ ପ୍ରାର୍ଥୀ ଭାବେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରୁ ଦୁଇଥର (୨୦୦୦ ଏବଂ ୨୦୦୪ରେ) ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ଝାଡ଼ଖଣ୍ଡର ରାଜ୍ୟପାଳ (୨୦୧୫-୨୦୨୧) ଭାବରେ କାର୍ଯ୍ୟ କରିଥିଲେ । ବିଜୁ ଜନତା ଦଳ ଏବଂ ଭାରତୀୟ ଜନତା ପାର୍ଟିର ସଂଯୁକ୍ତ ଶାସନ ବେଳେ ସେ ବାଣିଜ୍ୟ ଏବଂ ଗମନାଗମନ ବିଭାଗର ସ୍ୱାଧୀନ ମନ୍ତ୍ରୀ ଭାବେ ୨୦୦୦ ମାର୍ଚ୍ଚ ୬ରୁ ୨୦୦୨ ଅଗଷ୍ଟ ୬ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ ଏବଂ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗରେ ମନ୍ତ୍ରୀ ଭାବେ ୨୦୦୨ ଅଗଷ୍ଟ ୬ରୁ ୨୦୦୪ ମଇ ୧୬ ପର୍ଯ୍ୟନ୍ତ କାର୍ଯ୍ୟକରିଥିଲେ ।
ନେଲସନ ରୋଲିହ୍ହଲ୍ଲା ମଣ୍ଡେଲା (୧୮ ଜୁଲାଇ ୧୯୧୮ - ୫ ଡିସେମ୍ବର ୨୦୧୩) ଦକ୍ଷିଣ ଆଫ୍ରିକାର ପୂର୍ବତନ ରାଷ୍ଟ୍ରମୁଖ୍ୟ (୧୯୯୪-୧୯୯୯) ଥିଲେ । ସେ ଦକ୍ଷିଣ ଆଫ୍ରିକାର ପ୍ରଥମ ଅଣ ଶ୍ୱେତାଙ୍ଗ ବା କୃଷ୍ଣକାୟ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିଲେ । ତାଙ୍କ ଶାସନକାଳ ମଧ୍ୟରେ ଅପାର୍ଥିଡ଼ ନୀତିର ପତନ ହୋଇଥିଲା ତଥା ଚାଲିଆସୁଥିବା ରଙ୍ଗଭେଦ, ଦାରିଦ୍ର୍ୟ, ସାମାଜିକ ଅସମାନତାକୁ ଦୂର କରିବାକୁ ବିଶେଷ ପ୍ରାଧାନ୍ୟ ଦିଆଯାଇଥିଲା । ରାଜନୈତିକ ଭାବେ ସେ ଗଣତାନ୍ତ୍ରିକ ସମାଜବାଦୀ ଚିନ୍ତାଧାରାରେ ବିଶ୍ୱାସ ରଖିଥିଲେ ଏବଂ ଆଫ୍ରିକୀୟ ଜାତୀୟ କଂଗ୍ରେସର ସଭାପତି ଭାବେ ୧୯୯୧ରୁ ୧୯୯୭ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ । ଅନ୍ତର୍ଜାତୀୟ ପଦବୀ ଭାବେ "ନନ-ଆଲାଇନଡ ମୁଭମେଣ୍ଟ"ର ସାଧାରଣ-ସଚିବ ଭାବେ ୧୯୯୮-୧୯୯୯ ପାଇଁ କାର୍ଯ୍ୟରତ ଥିଲେ । ଯୋସା ସଂପ୍ରଦାୟର ଥେମ୍ବୁ ରାଜପରିବାରରେ ଜନ୍ମ ଗ୍ରହଣ କରି ମଣ୍ଡେଲା ଫୋର୍ଟ ହାରେ ବିଶ୍ୱ ବିଦ୍ୟାଳୟ ଓ ୱିଟୱାଟର୍ସରାଣ୍ଡ ବିଶ୍ୱବିଦ୍ୟାଳୟରେ ଆଇନ ଶିକ୍ଷା କରିଥିଲେ । ଜୋହାନ୍ସବର୍ଗରେ ରହିବା ସମୟରେ ଔପନିବେଶ ବିରୋଧୀ ରାଜନୀତିରେ ଅଂଶଗ୍ରହଣ କରି ଆଫ୍ରିକୀୟ ଜାତୀୟ କଂଗ୍ରେସରେ ଯୋଗଦେଇଥିଲେ ଓ ଏହାର ଯୁବ ସଂଘର ପ୍ରତିଷ୍ଠାତା ସଭ୍ୟ ଥିଲେ । ୧୯୪୮ରେ ନ୍ୟାସନାଲ ପାର୍ଟିର "ଆଫ୍ରିକାନ" ଜାତୀୟତାବାଦୀମାନେ ସରକାର ଗଠନ କରି କ୍ଷମତାକୁ ଆସିବା ପରେ ଅପାର୍ଥିଡ଼କୁ ନୀତିକୁ ପ୍ରାଧାନ୍ୟ ଦେଇଥିଲେ, ଏବଂ ସେହି ସମୟରେ ମଣ୍ଡେଲା ଜାତୀୟ କଂଗ୍ରେସଦ୍ୱାରା ୧୯୫୨ରେ ହୋଇଥିବା ଅସହଯୋଗ ଆନ୍ଦୋଳନରେ ପ୍ରମୁଖ ଭୂମିକା ଗ୍ରହଣ କରି ଟ୍ରାନ୍ସଭାଲ କଂଗ୍ରେସର ସଭାପତି ନିର୍ବାଚିତ ହୋଇଥିଲେ ଏବଂ ୧୯୫୫ରେ "ପିପୁଲ ଅଫ କଂଗ୍ରେସ"କୁ ଉଦବୋଧନ ଦେଇଥିଲେ । ଜଣେ ଓକିଲ ଭାବେ କାର୍ଯ୍ୟ କରୁଥିବା ସମୟରେ ସନ୍ଦେହଜନକ କାର୍ଯ୍ୟକଳାପ ପାଇଁ ଓ ଜାତୀୟ କଂଗ୍ରେସ ନେତା ଭାବେ ୧୯୫୫ରୁ ୧୯୬୧ ଯାଏଁ ଦେଶଦ୍ରୋହ ପାଇଁ ଅଭିଯୁକ୍ତ ହୋଇଥିଲେ ମଧ୍ୟ ଶେଷରେ ନିର୍ଦ୍ଦୋଷ ସାବ୍ୟସ୍ତ ହୋଇଥିଲେ । ଯଦିଓ ଆନ୍ଦୋଳନ ଆରମ୍ଭରେ ସେ ଅହିଂସା ନୀତିରେ ବିଶ୍ୱାସ ରଖିଥିଲେ; କିନ୍ତୁ ସାଉଥ ଆଫ୍ରିକାନ କମ୍ୟୁନିଷ୍ଟ ପାର୍ଟି ସହ ମିଶି ୧୯୬୧ରେ "ଉମଖୋଂତ ୱେ ସିଜୱେ" ନାମରେ ଏକ ସଶସ୍ତ୍ର ବାହିନୀ ଗଠନ କରି, ସରକାର ବିରୁଦ୍ଧରେ ବହୁ ବୋମାମାଡ଼ର ନେତୃତ୍ୱ ନେଇଥିଲେ । ୧୯୬୨ ମସିହାରେ ଗଣସଂହାର ଓ ଅନ୍ତର୍ଘାତୀ କାର୍ଯ୍ୟପାଇଁ ଦୋଷୀ ସାବ୍ୟସ୍ତ ହୋଇ ରିଭିନିଆ ଶୁଣାଣୀରେ ଆଜୀବନ କାରାବାସ ପାଇଁ ଦଣ୍ଡ ପାଇଥିଲେ । ରଙ୍ଗଭେଦ ନୀତି ଓ ଅପାର୍ଥିଡ଼ ବିରୋଧରେ ଲଢ଼ି ସେ ନିଜ ଜୀବନକାଳର ୨୭ ବର୍ଷ କାଳ ରୋବେନ ଦ୍ୱୀପର କାରାଗାର, ପୋଲ୍ସମୁର କାରାଗାର ଓ ଭିକ୍ଟର ଭର୍ଷ୍ଟର କାରାଗାରରେ କଟାଇଥିଲେ । ତାଙ୍କୁ ମୁକ୍ତ କରିବା ପାଇଁ ଆନ୍ତର୍ଜାତିକ ଚାପ ବଢ଼ିବାରୁ ୧୯୯୦ରେ ଛାଡ଼ ପାଇଥିଲେ । ଜାତୀୟ କଂଗ୍ରେସର ସଭାପତି ଥିବା ସମୟରେ ମଣ୍ଡେଲା ନିଜର ଆତ୍ମଜୀବନୀ ପ୍ରକାଶ କରିଥିଲେ ଓ ତତକାଳୀନ ରାଷ୍ଟ୍ରପତି ଏଫ.ଡବଲ୍ୟୁ.
ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି
ଅନୁସୂଚିତ ଜାତି ଭାରତୀୟ ସମ୍ବିଧାନର ଅନୁସୂଚିତ ଧାରା ଅନୁସାରେ ଏକ ନିର୍ଦ୍ଧିଷ୍ଟ ଗୋଷ୍ଠୀକୁ ବୁଝାଏ । ଜାତିଗତ ଦୃଷ୍ଟିରୁ ଦଳିତ ଓ ହରିଜନ ଆଦି ନାମ ମଧ୍ୟ ଅନୁସୂଚିତ ଜାତି ପାଇଁ ବ୍ୟବହାର କରାଯାଏ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି ।
ହାଡ଼ଫୁଟି, (ଇଂରାଜୀରେ chickenpox ବା varicella), ଏକ ଅତ୍ୟଧିକ ସଂକ୍ରାମକ ରୋଗ (contagious) ବା ଛୁଆଁ ରୋଗ ଯାହା ଭାରିସେଲା ଜୋସ୍ଟର ଭୁତାଣୁଦ୍ୱାରା ହୁଏ ଓ ରୋଗୀ ସଂସ୍ପର୍ଶରେ ଆସିଲେ ହୁଏ । ଏହି ରୋଗର ବିଶେଷତା ହେଲା ଛୋଟ ଛୋଟ ଗଲୁକାରୀ ଫୋଟକା (small blisters) ହୋଇ ଅବଶେଷରେ ତା ଉପରେ ବକଳା ହୁଏ । ଏହା ମୁହଁ, ଛାତି ଓ ପିଠିରେ ଆରମ୍ଭ ହୋଇ ଦେହା ସାରା ମାଡ଼ିଯାଏ । ଅନ୍ୟାନ୍ୟ ଲକ୍ଷଣ ମଧ୍ୟରେ ଜ୍ୱର, ଥକ୍କାଣ ଓ ମୁଣ୍ଡବଥା ହୁଏ । ଏହି ଲକ୍ଷଣ ଗୁଡ଼ିକ ୫ରୁ ୧୦ ଦିନ ପର୍ଯ୍ୟନ୍ତ ରହେ । ରୋଗ ଜଟିଳ ହେଲେ ନିମୋନିଆ, ଏନ୍କେଫାଲାଇଟିସ କିମ୍ବା ଚର୍ମରେ ଜୀବାଣୁ ସଂକ୍ରମଣ ହୁଏ । ପିଲାଙ୍କ ଅପେକ୍ଷା ବଡ଼ମାନଙ୍କୁ ଏହି ରୋଗ ଅଧିକ ମାରାତ୍ମକ ହୁଏ । ଭୁତାଣୁ ସଂସ୍ପର୍ଶରେ ଆସିବାର ୧୦ରୁ ୨୦ ଦିନ ପରେ ଲକ୍ଷଣ ଆରମ୍ଭ ହୁଏ । ହାଡ଼ଫୁଟି ଏକ ବାୟୁବାହିତ ରୋଗ ଯାହା ରୋଗୀର କାଶ ଓ ଛିଙ୍କଦ୍ୱାରା ସହଜରେ ବିସ୍ତାର ଲାଭ କରେ । ଫୋଟକା ବା ରାସ ବାହାରିବାର ୨ ଦିନ ପୂର୍ବରୁ ଏହା ବ୍ୟାପିଯାଏ ଓ ସବୁ ଫୋଟକା ବକଳା ହୋଇସାରିବା ପର୍ଯ୍ୟନ୍ତ ସଂକ୍ରାମକ ହୋଇ ରହେ । ଫୋଟକାକୁ ଛୁଇଁଲେ ମଧ୍ୟ ଏହା ବ୍ୟାପିଯାଏ । ହର୍ପିସ ଜୋସ୍ଟର ରୋଗୀ ହାଡ଼ଫୁଟି ରୋଗକୁ ଫୋଟକା ଇମ୍ମୁନିଟି ନ ଥିବା ଲୋକଙ୍କୁ ବ୍ୟାପିବାରେ ସାହାଯ୍ୟ କରନ୍ତି । ରୋଗୀର ଲକ୍ଷଣ ଦେଖି ସାଧାରଣତଃ ରୋଗ ନିର୍ଣ୍ଣୟ କରାଯାଏ; ଯଦିଓ ଅସାଧାରଣ କେଶରେ ବକଳା ବା ଫୋଟକା ତରଳ ପଦାର୍ଥ ନେଇ ପଲିମରେଜ୍ ଚେନ ରିଆକ୍ସନ ପରୀକ୍ଷା କରି ରୋଗ ନିର୍ଣ୍ଣୟ କରାଯାଏ । ରୋଗୀର ଇମ୍ମ୍ୟୁନିଟି ଅବସ୍ଥ ଯାଞ୍ଚ କରିବା ନିମନ୍ତେ ଆଣ୍ଟିବଡି ପରୀକ୍ଷା କରାଯାଏ । ଏହି ରୋଗ ସାଧାରଣତଃ ଲୋକଙ୍କୁ ଥରେ ମାତ୍ର ହୁଏ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ
ଭାରତ ଏକ ସଂଗଠିତ ଗଣରାଜ୍ୟ ଏହା ଅଠେଇସିଟି ରାଜ୍ୟ ଓ ଆଠଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭାଜିତ ହୋଇଛି । ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପୁନର୍ବାର ଜିଲ୍ଲା ଆଦିରେ ଉପବିଭାଜିତ ହୋଇଛନ୍ତି । .
ଉଇକିପିଡ଼ିଆ ( (listen) wik-IH-PEE-DEE-ə or (listen) wik-EE-PEE-DEE-ə; Odia: [uikipiɽiaː] (listen)) ଏକ ଖୋଲା, ୱେବକୁ ନେଇ ତିଆରି , ମିଳିତ , ବହୁଭାଷୀ ଜ୍ଞାନକୋଷ ଯାହା ଏକ ଅଣଲାଭକାରୀ ସଙ୍ଘ ଉଇକିମିଡ଼ିଆ ଫାଉଣ୍ଡେସନ ଦେଇ ଚଳାଯାଇଥାଏ । ଏଥିରେ ୫.୪ କୋଟି ପ୍ରସଙ୍ଗ (ଯେଉଁଥିରୁ କେବଳ ୬୧ ଲକ୍ଷ ପ୍ରସଙ୍ଗ ଇଂରାଜୀ ଉଇକିପିଡ଼ିଆରେ ଅଛି) ମିଳିତ ଭାବରେ ବିଶ୍ୱର ଉଇକିଆଳିମାନଙ୍କ ଦେଇ ଲେଖାଯାଇଛି ।। ଉଇକିପିଡ଼ିଆ ୧୫ ଜାନୁଆରୀ ୨୦୦୧ରେ ଜିମି ୱେଲ୍ସ ଓ ଲାରି ସାଙ୍ଗରଙ୍କଦ୍ୱାରା ଆରମ୍ଭ କରାଯାଇଥିଲା ଓ ଇଣ୍ଟରନେଟରେ ସବୁଠୁ ବେଶି ଆଧାର ଦେବାରେ ବ୍ୟବହାର କରାଯାଇଥାଏ ।, ଅଲେକ୍ସା ଇଣ୍ଟରନେଟ କ୍ରମ ଅନୁସାରେ ଏହା ବିଶ୍ୱର ୧୫ଟି ଲୋକପ୍ରିୟ ୱେବସାଇଟ ମଧ୍ୟରେ ସ୍ଥାନପାଇଛି । ଇଣ୍ଟରନେଟ ସହାୟତାରେ ବିଶ୍ୱର ବିଭିନ୍ନ ସ୍ଥାନରୁ ସ୍ୱେଚ୍ଛାସେବୀମାନଙ୍କ ଅବଦାନଦ୍ୱାରା ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି । "ଉଇକି" (Wiki-ଏହା ବିଭିନ୍ନ ସହଯୋଗୀ ୱେବସାଇଟ ଗୁଡ଼ିକର ନିର୍ମାଣ କରିବାର ଏକ ଶୈଳୀ,ହାୱାଇ ଭାଷାରେ "ଉଇକି"ର ଅର୍ଥ "ଶୀଘ୍ର"କୁ ବୁଝାଇଥାଏ) ଏବଂ "ଏନସାଇକ୍ଳୋପିଡ଼ିଆ" (Encyclopedia-ଜ୍ଞାନକୋଷ), ଦୁଇଟି ଶବ୍ଦକୂ ନେଇ ଏହାର ନାମକରଣ କରାଯାଇଥିଲା, ଯେହେତୁ ଶୀଘ୍ର ଓ ସହଜରେ ସମସ୍ତଙ୍କ ପାଖରେ ଆବଶ୍ୟକୀୟ ତଥ୍ୟ ପହଞ୍ଚାଇବା ଏହି ପ୍ରକଳ୍ପର ମୁଖ୍ୟ ଉଦ୍ଦେଶ୍ୟ ଥିଲା । ଏହି ୱେବସାଇଟକୁ ବ୍ୟବହାର କରୁଥିବା ଯେକୌଣସି ବ୍ୟକ୍ତି ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଗୁଡ଼ିକୁ ବ୍ୟବହାର ତଥା ସମ୍ପାଦନା କରିପାରିବେ । ଏକଦା ଟାଇମ୍ସ ପତ୍ରିକାରେ ପ୍ରକାଶିତ ଏକ ସ୍ତମ୍ଭଲେଖରେ, ଉଇକିପିଡ଼ିଆର ଏଭଳି ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)କୁ ପ୍ରଶଂସା କରାଯାଇଥିଲା ଓ ଜିମି ୱେଲ୍ସଙ୍କର ଏହି ଦୂରଦର୍ଶିତା ପାଇଁ "ଉଇକିପିଡ଼ିଆ" ବିଶ୍ୱର ଅନ୍ୟ ଏନସାଇକ୍ଳୋପିଡ଼ିଆମାନଙ୍କଠାରୁ ଉନ୍ନତ ଓ ବୃହତ ହୋଇପାରିଛି ବୋଲି ଦର୍ଶା ଯାଇଥିଲା । ପ୍ରଥମେ ଏହା କେବଳ ଇଂରାଜୀ ଭାଷାରେ ଆରମ୍ଭ କରାଯାଇଥିଲା । କିନ୍ତୁ ପରେ ଏହାକୁ ବିଭିନ୍ନ ଦେଶରେ ୨୯୦ରୁ ଅଧିକ ଭାଷାରେ ତିଆରି କରଯାଇଛି । ବିଭିନ୍ନ ଭାଷାର ଉଇକିପିଡ଼ିଆରେ ରଖାଯାଇଥିବା ପ୍ରସଙ୍ଗ ଗୁଡ଼ିକର ତଥ୍ୟ ଓ ସାମ୍ପାଦନା ଶୈଳୀ କିଛି କ୍ଷେତ୍ରରେ ଅଲଗା ଅଲଗା ହୋଇଥିବା ଦେଖିବାକୁ ମିଳେ । ବର୍ତ୍ତମାନ ପୁରା ବିଶ୍ୱରେ ୩୦୦ରୁ ଅଧିକ ଭାଷାରେ ଉଇକିପିଡ଼ିଆ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ଏବଂ ଭିନ୍ନ ଭିନ୍ନ ଭାଷାରେ ପାଖାପାଖି ୫୦ ମିଲିୟନରୁ ଅଧିକ ପ୍ରସଙ୍ଗ ଉଇକିଆଳି ମାନଙ୍କଦ୍ୱାରା ଗଢାସରିଲାଣି । ଏବେ ଏହା ଇଣ୍ଟରନେଟରେ ସବୁଠାରୁ ଲୋକପ୍ରିୟ ୱେବସାଇଟ ମାନଙ୍କ ମଧ୍ୟରୁ ଏକ ଭାବରେ ପରିଗଣିତ ହେଉଛି । ଏଥିରେ ରହିଥିବା ପ୍ରସଙ୍ଗ ତଥା ତଥ୍ୟ ଗୁଡ଼ିକର ସତ୍ୟତା ଓ ବିଶ୍ୱାସନୀୟତା ପାଇଁ ଏହା ଲୋକପ୍ରିୟ । ଅନ୍ୟ କିଛି ଆଲୋଚନାରୁ ଜଣାଯାଏ ଯେ ଉଇକି ପ୍ରସଙ୍ଗ ଗୁଡ଼ିକରେ ନକଲି ତଥା ଅସତ୍ୟ ସୂଚନା ଗୁଡ଼ିକୁ ଲେଖିବା (vandalism) ଏକ ପ୍ରକାର ଦୋଷ ଏବଂ ଏହାକୁ ନିୟନ୍ତ୍ରଣ କରିବା ପାଇଁ ବିଭିନ୍ନ ଉଇକି ପ୍ରକଳ୍ପରେ ପରିଚାଳକମାନଙ୍କୁ ରଖାଯାଇଥାଏ । ପ୍ରସଙ୍ଗ ଗୁଡ଼ିକର ମାନ ସୁଧାରିବା, ସେଗୁଡ଼ିକର ସତ୍ୟତା ପରଖିବା ଇତ୍ୟାଦି କାର୍ଯ୍ୟ ଏହି ପରିଚାଳକ ମାନଙ୍କ ଉପରେ ନ୍ୟସ୍ତ ଥାଏ । ୨୦୧୭ ମସିହାରେ, ବିଶ୍ୱର ପ୍ରମୁଖ ସୋସିଆଲ-ମିଡ଼ିଆ ଫେସବୁକ, ନିଜର ବ୍ୟବହାରକାରୀ ମାନଙ୍କୁ ମିଥ୍ୟା ଖବର ଗୁଡ଼ିକ ବିଷୟରେ ଅବଗତ କରାଇବା ପାଇଁ ସେଥି ସମ୍ପର୍କିତ ଉଇକିପିଡ଼ିଆ ପ୍ରସଙ୍ଗ ଗୁଡ଼ିକୁ ଲିଙ୍କ କରିବା ପାଇଁ ଘୋଷଣା କରିଥିଲା ଏବଂ ଏହାକୁ କାର୍ଯ୍ୟକାରୀ ମଧ୍ୟ କରିଥିଲା । ୨୦୧୮ ମସିହାରେ ୟୁ ଟ୍ୟୁବ ମଧ୍ୟ ସମାନ ପ୍ରକାର ଘୋଷଣା କରିଥିଲା । ଏହା ପରେ ଉଇକିପିଡ଼ିଆକୁ ୱାସିଙ୍ଗଟନ ପୋଷ୍ଟ ଇଣ୍ଟରନେଟର "ନୂତନ ରକ୍ଷୀ" (The good cop of the internet) ଭାବରେ ସର୍ବସାଧାରଣଙ୍କ ପାଖରେ ପହଞ୍ଚାଇଛି । == ଇତିହାସ == ଉଇକିପିଡ଼ିଆକୁ,ପ୍ରଥମେ ନ୍ୟୁପେଡ଼ିଆ (Nupedia) ନାମକ ଇଂରାଜୀ ଭାଷାର ଏକ ଜ୍ଞାନକୋଷ/ବିଶ୍ୱକେଷର ଏକ ପରିପୂରକ ଯୋଜନା ରୂପେ ସେହି ଇଂରାଜୀ ଭାଷାରେ ଆରମ୍ଭ କରାଯାଇଥିଲା । ଏହାକୁ ଅନଲାଇନରେ ଇଣ୍ଟର୍ନେଟ ସହାୟତାରେ ଏକ ମୁକ୍ତ ଜ୍ଞାନକୋଷ ଭାବରେ, ସମସ୍ତଙ୍କଦ୍ୱାରା ବ୍ୟବହାର କରାଯିବା ଉଦ୍ଦେଶ୍ୟରେ ଆରମ୍ଭ କରାଯାଇଥିଲା । ଏଥିରେ ଥିବା ପ୍ରସଙ୍ଗ ଗୁଡ଼ିକୁ ବିଭିନ୍ନ କ୍ଷେତ୍ରର ବିଶେଷଜ୍ଞ ମାନଙ୍କଦ୍ୱାରା ଲେଖା ଯାଇଥିଲା ତଥା ଏକ ସାଧାରଣ ପ୍ରଣାଳୀରେ ସମୀକ୍ଷା ମଧ୍ୟ କରଯାଉଥିଲା । ନ୍ୟୁପେଡ଼ିଆକୁ ୯ ମାର୍ଚ୍ଚ ୨୦୦୦ରେ ବୋମିସ ନାମକ ଏକ ୱେବ ପୋର୍ଟାଲ କମ୍ପାନୀଦ୍ୱାରା ଆରମ୍ଭ କରାଯାଇଥିଲା । ବୋମିସର ସି.ଇ.ଓ. ଜିମି ୱେଲ୍ସ ଏବଂ ଲାରି ସାଙ୍ଗର ନ୍ୟୁପେଡ଼ିଆର ପ୍ରମୁଖ ସଦସ୍ୟ ତଥା ମୁଖ୍ୟ ସମ୍ପାଦକ ଭାବରେ କାର୍ଯ୍ୟ ତୁଲାଇଥିଲେ । ସେମାନେ ପରେ ଏକାଠି ମିଶି ଉଇକିପିଡ଼ିଆ ପାଇଁ ମଧ୍ୟ କାମ କରିଥିଲେ । ପ୍ରଥମେ ନ୍ୟୁପେଡ଼ିଆର ତଥ୍ୟ ଗୁଡ଼ିକୁ ଏହାର ନିଜସ୍ୱ "ଓପନ କଣ୍ଟେଣ୍ଟ ଲାଇସେନ୍ସ"ଦ୍ୱାରା ଲାଇସେନ୍ସ କରାଯାଇଥିଲା । ପରେ ରିଚାର୍ଡ ଷ୍ଟଲମ୍ୟାନଙ୍କ ପ୍ରସ୍ତାବ ଅନୁସାରେ ଉଇକିପିଡ଼ିଆ ଆରମ୍ଭ ହେବା ଆଗରୁ ଏହି ସବୁ ଗୁଡ଼ିକୁ "ଜି.ଏନ.ୟୁ. ଫ୍ରି ଡକ୍ୟୁମେଣ୍ଟେସନ ଲାଇସେନ୍ସ"ର ଅନ୍ତର୍ଭୁକ୍ତ କରିଦିଆଯାଇଥିଲା । ଉଇକିପିଡ଼ିଆର ମୁକ୍ତ ଭାବରେ ସମ୍ପାଦନା କରିବା ଶୈଳୀ (Open-Door policy)ର ଶ୍ରେୟ ଜିମି ୱେଲ୍ସଙ୍କୁ ଦିଆଯାଉଥିବା ବେଳେ ଏହାକୁ ସମସ୍ତଙ୍କ ପାଖରେ ସହଜରେ ପହଞ୍ଚାଇବାର ଶ୍ରେୟ ଏହାର ଅନ୍ଯତମ ପ୍ରତିଷ୍ଠାତା ଲାରି ସାଙ୍ଗରଙ୍କୁ ଦିଆଯାଇଥାଏ । ୧୦ ଜାନୁଆରୀ ୨୦୦୧ରେ ଲାରି ସାଙ୍ଗର, ନ୍ୟୁପେଡ଼ିଆ ପାଇଁ ଏକ "ଫିଡର" ପ୍ରକଳ୍ପ ଭାବରେ ଉଇକିର ନିର୍ମାଣ ପାଇଁ ନ୍ୟୁପେଡ଼ିଆ ମେଲିଂ ଲିଷ୍ଟରେ ପ୍ରସ୍ତାବ ଦେଇଥିଲେ । ୧୫ ଜାନୁଆରୀ ୨୦୦୧ରେ ପ୍ରଥମ ଥର ପାଇଁ ଉଇକିପିଡ଼ିଆକୁ ଔପଚାରିକ ଭାବରେ www.wikipedia.comରେ ଏକମାତ୍ର ଇଂରାଜୀ ସଂସ୍କରଣ ସହିତ ଆରମ୍ଭ କରାଯାଇଥିଲା । ଏବଂ ସାଙ୍ଗର ଏ ବିଷୟରେ ନ୍ୟୁପେଡ଼ିଆ ମେଲିଂ ଲିଷ୍ଟରେ ସୂଚନା ଦେଇଥିଲେ । ଉଇକିପିଡ଼ିଆ ଆରମ୍ଭ ହେବାର ପ୍ରଥମ ମାସରେ ଏହାର "ନ୍ୟୁଟ୍ରାଲ ପଏଣ୍ଟ ଅଫ ଭିୟୁ" (Neutral point-of-view) ଯୋଜନାକୁ କାର୍ଯ୍ୟକାରୀ କରାଯାଇଥିଲା । ସେତେବେଳେ ଏହି ନିୟମକୁ ଛାଡ଼ି ଅନ୍ୟ ବିଶେଷ କିଛି ନିୟମ କାନୁନ ଉଇକିପିଡ଼ିଆପାଇଁ କରାଯାଇ ନଥିଲା ଏବଂ ଏହା ନ୍ୟୁପେଡ଼ିଆ ଉପରେ ନିର୍ଭରଶୀଳ ନଥିଲା । ପ୍ରଥମେ ଉଇକିପିଡ଼ିଆ, ନ୍ୟୁପେଡ଼ିଆର କିଛି ଯୋଗଦାନକାରୀଙ୍କ ଅବଦାନ ପାଇଥିଲା । ୨୦୦୧ ମସିହାର ଶେଷ ବେଳକୁ ପ୍ରାୟ ୧୮ଟି ଭାଷାରେ ଉଇକିପିଡ଼ିଆ ଆରମ୍ଭ ହୋଇସାରିଥିଲା । ଠିକ ସେହିପରି ୨୦୦୨ ଶେଷ ସୁଦ୍ଧା ଉଇକିପିଡ଼ିଆର ୨୬ଟି ଭାଷାରେ ସଂସ୍କରଣ , ୨୦୦୩ ଶେଷ ସୁଦ୍ଧା ୪୬ଟି ଭାଷା ସଂସ୍କରଣ ଏବଂ ୨୦୦୪ ଶେଷ ସୁଦ୍ଧା ୧୬୧ଟି ଭାଷା ସଂସ୍କରଣ ବାହାରି ସାରିଥିଲା । ଉଇକିପିଡ଼ିଆର ବଢୁଥିବା ଲୋକପ୍ରିୟତାକୁ ଦେଖି ୨୦୦୩-୨୦୦୪ରେ ନ୍ୟୁପେଡ଼ିଆର ସର୍ଭରକୁ ଧୀରେ ଧୀରେ ବନ୍ଦ କରିଦିଆଯାଇଥିଲା ଓ ସେଥିରେ ଥିବା ସମସ୍ତ ତଥ୍ୟ ଗୁଡ଼ିକୁ ଉଇକିପିଡ଼ିଆରେ ସ୍ଥାନିତ କରାଯାଇଥିଲା । ୯ ଡିସେମ୍ବର ୨୦୦୭ରେ ଇଂରାଜୀ ଉଇକିପିଡ଼ିଆରେ ପ୍ରସଙ୍ଗ ସଂଖ୍ୟା ୨ ମିଲିୟନ ପାର କରିସାରିଥିଲା ଓ ବିଶ୍ୱର ସର୍ବବୃହତ ଜ୍ଞାନକୋଷ ହେବାର ମାନ୍ୟତା ଲାଭ କରିସାରିଥିଲା । ଏହା ୧୪୦୮ ୟୋଙ୍ଗଲ ଏନସାଇକ୍ଳୋପିଡ଼ିଆର ପ୍ରସଙ୍ଗ ସଂଖ୍ୟାକୁ ମଧ୍ୟ ଟପିସାରିଥିଲା, ଯାହା ଦୀର୍ଘ ୬୦୦ ବର୍ଷ ଧରି ସର୍ବାଧିକ ପ୍ରସଙ୍ଗ ସହିତ ସର୍ବବୃହତ ଜ୍ଞାନକୋଷ ଭାବରେ ରେକର୍ଡ ବଜାୟ ରଖିଥିଲା । ଏକ ଇଂରାଜୀ କଥିତ ତଥା ଇଂରାଜୀ ଭାଷା କେନ୍ଦ୍ରୀୟ ଉଇକିପିଡ଼ିଆ ଭାବରେ ଇଂରାଜୀ ଉଇକିପିଡ଼ିଆରେ ତଥ୍ୟ ଗୁଡ଼ିକର ସମୀକ୍ଷା ତଥା ନିୟନ୍ତ୍ରଣର ଅଭାବ ଓ ବିଭିନ୍ନ ପ୍ରକାର ବ୍ଯବସାୟିକ ବିଜ୍ଞାପନ ଗୁଡ଼ିକର ବ୍ୟବହାର ଆଶଙ୍କାରେ,୨୦୦୨ ମଶିହାରେ ସ୍ପାନିସ ଉଇକିପିଡ଼ିଆର ଉପଯୋଗକର୍ତ୍ତାମାନେ ଏନସାଇକ୍ଳୋପିଡ଼ିଆ ଲାଇବ୍ରେରୀ ( Enciclopedia Libre-Spanish) ପ୍ରତିଷ୍ଠା କରିବା ପାଇଁ ଇଂରାଜୀ ଉଇକିପିଡ଼ିଆଠାରୁ ଅଲଗା ହୋଇଯାଇଥିଲେ । ଏହି ଘଟଣା ପରେ ୨୦୦୨ ମସିହାରେ ଜିମି ୱେଲ୍ସ ଘୋଷଣା କରିଥିଲେ ଯେ, ଉଇକିପିଡ଼ିଆ କିମ୍ବା ଏହାର କୌଣସି ସହଯୋଗୀ ପ୍ରକଳ୍ପ କୌଣସି ପ୍ରକାରର ବ୍ଯବସାୟିକ ବିଜ୍ଞାପନ ଗୁଡ଼ିକର ବ୍ୟବହାର କରିବ ନାହିଁ । ପରେ ଏହାକୁ wikipedia.comରୁ wikipedia.orgକୁ ବଦଳାଇ ଦିଆଯାଇଥିଲା । ତା ପରଠାରୁ କେବେ କୌଣସି ପ୍ରକାରର ସମ୍ପାଦକୀୟ କାରଣରୁ ଉଇକିପିଡ଼ିଆର କୌଣସି ସହଯୋଗୀ ପ୍ରକଳ୍ପକୁ ଏହାଠାରୁ ଅଲଗା କରାଯାଇନାହିଁ । ୨୦୦୭ ମସିହା ହେବା ବେଳକୁ ଇଂରାଜୀ ଉଇକିପିଡ଼ିଆରେ ପ୍ରସଙ୍ଗ ଗୁଡ଼ିକର ସଂଖ୍ୟା କ୍ରମାଗତ ବଢିବାରେ ଲାଗିଥିଲା ଓ ୨୦୦୯ ମସିହା ବେଳକୁ ଏହା ୩ ମିଲିୟନ ଟପିସାରିଥିଲା । ସେତେବେଳେ ଦିନକୁ ପ୍ରାୟ ୧୮୦୦ଟି ପ୍ରସଙ୍ଗ ଇଂରାଜୀ ଉଇକିପିଡ଼ିଆରେ ଲେଖାଯାଉଥିବାର ନଜିର ରହିଛି । ଉଇକିପିଡ଼ିଆଠାରୁ ପ୍ରେରିତ ହୋଇ ପରେ ସାଇଟିଜେଣ୍ଡ଼ିୟମ (Citizendium), ସ୍କଲାରପିଡ଼ିଆ (Scholarpedia), କନଜର୍ଭପିଡ଼ିଆ (Conservapedia) ଏବଂ ଗୁଗୁଲ ନୋଲ (Knol) ଆଦି ପ୍ରକଳ୍ପ ଗୁଡ଼ିକର ପରିଯୋଜନା କରାଯାଇଥିଲା ।.
ବିଶ୍ୱଜିତ ଦାସ (୧୯୩୬-୨୦୦୪) ଜଣେ ଖ୍ୟାତନାମା ଓଡ଼ିଆ ନାଟ୍ୟକାର ଥିଲେ । ସେ ପ୍ରିୟତମା ଓ ନିଝୁମ ରାତିର ସାଥୀ କଥାଚିତ୍ରର ନିର୍ଦ୍ଦେଶନା ଦେବା ସହ ଗୌରୀ, ନାଗଫାସ, ଅହଲ୍ୟା, କାବେରୀ ଓ ତୁଣ୍ଡବାଇଦ ଆଦି କଥାଚିତ୍ରର ସଂଳାପ ରଚନା କରିଥିଲେ । ଏଥି ସହିତ ସେ କେତୋଟି ବିଦେଶୀ ଭାଷାର ନାଟକକୁ ଓଡ଼ିଆରେ ଅନୁବାଦ ମଧ୍ୟ କରିଥିଲେ । ୧୯୬୪ ମସିହାରେ 'ସଂକେତ' ନାମକ ଏକ ନାଟ୍ୟ ଅନୁଷ୍ଠାନ ଗଠନ କରିଥିଲେ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଗୀତଗୋବିନ୍ଦ କବି ଜୟଦେବଙ୍କଦ୍ୱାରା ସଂସ୍କୃତ ଭାଷାରେ ରଚିତ ଦ୍ୱାଦଶ ଶତାବ୍ଦୀର ଏକ କାବ୍ୟ । ଦ୍ୱାଦଶ ସର୍ଗ ବିଶିଷ୍ଟ ଏହି କାବ୍ୟଟି ରାଧାକୃଷ୍ଣଙ୍କ ରାସଲୀଳା ଉପରେ ପର୍ଯ୍ୟବସିତ । ବୈଷ୍ଣବ ଭକ୍ତି ମାର୍ଗ ଉପରେ ଗୀତଗୋବିନ୍ଦ କାବ୍ୟର ବିଶେଷ ପ୍ରଭାବ ପଡିଛି । କାନ୍ତ କୋମଳ ପଦାବଳୀ, ମଧୁର ଶବ୍ଦ ସଂଯୋଜନା, ଭକ୍ତି ଭାବରେ ପୂର୍ଣ୍ଣ ବିଷୟ ନିମନ୍ତେ ଗୀତଗୋବିନ୍ଦର ସଂସ୍କୃତ ସାହିତ୍ୟରେ ଏକ ବିଶେଷ ସ୍ଥାନ ରହିଚି । ପ୍ରସିଦ୍ଧ ଦଶାବତାର ବର୍ଣ୍ଣନା ଓ ସ୍ତୋତ୍ର ଏହି କାବ୍ୟର ପ୍ରଥମ ସର୍ଗରେ ରହିଛି । ଶ୍ରୀ ଜଗନ୍ନାଥ ସଂସ୍କୃତି ଓ ପରମ୍ପରାରେ ମଧ୍ୟ ଗୀତଗୋବିନ୍ଦର ଏକ ପ୍ରଧାନ ସ୍ଥାନ ରହିଛି।
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।
ମାସ ଶବ୍ଦ ସଂସ୍କୃତ ମସ (ଚନ୍ଦ୍ର) ଶବ୍ଦରୁ ଉତ୍ପନ୍ନ । ଓଡ଼ିଆ ପଞ୍ଜିକାରେ ୧୨ ମାସ ଥାଏ। ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ଲୋକେ ସୌର ମାସକୁ ମାନନ୍ତି। ଅନ୍ୟ ଆଡ଼େ ଚାନ୍ଦ୍ରମାନ ମାସ ମନା ଯାଏ। ଚାନ୍ଦ୍ରମାନ ମାସର ଅନ୍ତ ପୂର୍ଣ୍ଣିମାରେ ହୁଏ। ସୌର ମାସର ଅନ୍ତ ସଂକ୍ରାନ୍ତି ପୂର୍ବଦିନ ହୁଏ। ସୌର ପାଞ୍ଜି ଅନୁସାରେ ପଣା (ମେଷ) ସଂକ୍ରାନ୍ତି ଓଡ଼ିଆ ନବବର୍ଷ। ଚାନ୍ଦ୍ରମାନ ପାଞ୍ଜି ଅନୁସାରେ ବୈଶାଖ କୃଷ୍ଣ ପ୍ରତିପଦ ଓଡ଼ିଆ ନବବର୍ଷ।
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।