ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ନଗର କୀର୍ତ୍ତନ (ପଞ୍ଜାବୀ: ਨਗਰ ਕੀਰਤਨ) ଏକ ଶିଖପ୍ରଥା ଅଟେ ଯେଉଁଥିରେ ଏକ ସମୁଦାୟରେ ଶାହି ସେନାମାନଙ୍କ ଗୀତ ଗାଇଥାନ୍ତି । କୌଣସି ସମୟର ଅଭ୍ୟାସ କରିବା ସମୟରେ ହେଉ , ବୈଶାଖ ମାସରେ ଏହି ପ୍ରଥା ଆୟୋଜିତ କରାଯାଇଥାଏ । ପରମ୍ପରାଗତ ରୂପେ, ଏହି ଶୋଭାଯାତ୍ରାର ନେତୃତ୍ୱ ସାଧାରଣତଃ କମଳା ରଙ୍ଗ - ଢିଲା ବସ୍ତ୍ର "ପଜ ପିଏରେ" (ଗୁରୁଙ୍କ ପାଞ୍ଚୋଟି ପ୍ରିୟ ), ଯାହା ଗୁରୁ ଗ୍ରନ୍ଥ ସାହିବଦ୍ୱାରା ଅନୁସରଣ କରାଯାଏ ଏବଂ ପବିତ୍ର ଶିଖ ଶାସ୍ତ୍ର - ଯାହାକୁ ଏକ ପରିଦର୍ଶନ ଫ୍ଲୋଟରେ ରଖାଯାଇଛି । ସାଧାରଣତଃ ଶୋଭାଯାତ୍ରାର ସଦସ୍ୟ ଅନଶୁଦକୁ ପ୍ରଦର୍ଶିତ ଶାସ୍ତ୍ର ଅନୁଯାୟୀ ବହୁ ଲୋକ ନିଜ ମୁଣ୍ଡକୁ କଭର କରିଥାନ୍ତି ଏବଂ ରଙ୍ଗ କମଳା କିମ୍ବା ନାରଙ୍ଗୀର ବସ୍ତ୍ର ପରିଧାନ କରିଥାନ୍ତି । ଶୋଭାଯାତ୍ରା ପୂର୍ବରୁ ସଡକ ସେବାକର୍ତ୍ତା ମାନଙ୍କଦ୍ୱାରା ପରିଷ୍କାର କରାଯାଇଥାଏ । ଦର୍ଶକମାନେ ସମର୍ଥକ ଶାସ୍ତ୍ର ଆଗେଇ ନିଜ ମୁଣ୍ଡ ନୁଆଁଇଥାନ୍ତି । ସେହି ଲୋକମାନଙ୍କୁ ଭୋଜନ ପ୍ରଦାନ କରାଯାଇଥାଏ , ଯେଉଁମାନେ ସ୍ମାରକର ଅନୁସରଣ କରିଥାନ୍ତି କିମ୍ବା ଶୋଭାଯାତ୍ରାର ଆଖ-ପାଖରେ ସ୍ଥିର ଅଙ୍କରେ ରହିଥାନ୍ତି । ଶେଷରେ ଶୋଭାଯାତ୍ରା ଅର୍ଦାଶ ପ୍ରାର୍ଥନା ସହିତ ଗୁରୁଦ୍ୱାରରେ ସମାପ୍ତ ହୋଇଥାଏ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ – ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରାଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଜଗତର ନାଥ ଶ୍ରୀ ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରା ଓ ସୁଦର୍ଶନଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭାଦ୍ୱାରା ନିର୍ମିତ) । ଏହା ଲୋକଙ୍କଦ୍ୱାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧ - ୨୩ ଅଗଷ୍ଟ ୧୯୩୮) ଜଣେ ଓଡ଼ିଆ କବି ଥିଲେ । ତାଙ୍କର ଜନ୍ମ ବସ୍ତର ଦେଶୀୟ ରାଜ୍ୟରେ ହୋଇଥିଲା । ବସ୍ତର ଓଡ଼ିଆଭାଷୀ ଅଞ୍ଚଳ । ହେଲେ ତାହା ଓଡ଼ିଶାରେ ନାହିଁ । ତାଙ୍କ ପିତା ଦାନିଏଲ୍ ସାବତ ଜଣେ ଡାକ୍ତର ହିସାବରେ ବ୍ରହ୍ମଦେଶରେ ରହୁଥିଲେ । ଏକାଧାରରେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । କୁନ୍ତଳା ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
କୃଷ୍ଣ ହିନ୍ଦୁ ଦେବତା ଓ ଭଗବାନ ବିଷ୍ଣୁଙ୍କ ଅବତାର। କୃଷ୍ଣ ଅନ୍ୟ ହିନ୍ଦୁ ଦେବାଦେବୀଙ୍କଠାରୁ ଅଧିକ ଆଦରଣୀୟ ଏବଂ ଲୋକପ୍ରିୟ ଦେବତା ମଧ୍ୟରେ ଅନ୍ୟତମ। ଅବତାର ଅର୍ଥ ଅବତୀର୍ଣ୍ଣ ହେବା,ଭକ୍ତମାନଙ୍କୁ ଦିବ୍ୟାନନ୍ଦ ପ୍ରଦାନ ନିମିତ୍ତ ଓ ଭଗବତ ଧର୍ମ ଠିକ ସ୍ଥାନରେ ଲାଗି ଦେବକୀଙ୍କ ଗର୍ଭରୁ ଶ୍ରୀକୃଷ୍ଣ ଜନ୍ମ ନେଇଥିଲେ। ଶଙ୍ଖ,ଚକ୍ର,ଗଦା,ପଦ୍ମଧାରୀ ସ୍ୱରୂପରେ ମାତାପିତାଙ୍କୁ ଦର୍ଶନ ଦେଇଥିଲେ। ବାଳକ ରୂପରେ ଲୀଳା ଛଳରେ ଦୈତ୍ୟମାନଙ୍କୁ ସ୍ୱଧାମକୁ ପଠେଇ ପୃଥିବୀର ପାପ ଭାର ଲାଘବ କରିଥିଲେ। ବ୍ରହ୍ମା,ଶଙ୍କର ସନକାଦି ମୂନିଋଷିଙ୍କର ପୂଜ୍ୟ ହୋଇମଧ୍ୟ ସାଧାରଣ ବାଳକ ପରି ଲୀଳା କରୁଥିଲେ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଶାନ୍ତନୁ ଆଚାର୍ଯ୍ୟ (ଜନ୍ମ: ୧୫ ମଇ ୧୯୩୩) ଜଣେ ଓଡ଼ିଆ ଗାଳ୍ପିକ, ଔପନ୍ୟାସିକ ଓ ଶିଶୁ ସାହିତ୍ୟିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ । ଶାନ୍ତନୁ ପ୍ରଥମେ ସମ୍ବଲପୁରର ଓରିଏଣ୍ଟ କାଗଜ କଳରେ କେମିଷ୍ଟ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହେବା ପରେ ୧୯୫୮ ମସିହା ଜାନୁଆରୀ ୩ତାରିଖରେ ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ, ପାରଳାଖେମୁଣ୍ଡିର ରସାୟନ ବିଭାଗରେ ଅଧ୍ୟାପକ ଭାବେ ଯୋଗ ଦେଇଥିଲେ । ତା'ଙ୍କ ସହ ସେହି ଦିନ ମହାପାତ୍ର ନୀଳମଣି ସାହୁ ମଧ୍ୟ ଓଡ଼ିଆ ବିଭାଗର ଅଧ୍ୟାପକ ଭାବେ ସେହି ମହାବିଦ୍ୟାଳୟରେ କାର୍ଯ୍ୟାରମ୍ଭ କରିଥିଲେ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ପ୍ରଧାନ ସେବକ ଅଟନ୍ତି l ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜା ଠାକୁର ରାଜା ଭାବେ ସମସ୍ତଙ୍କ ପାଖେ ପରିଚିତ । ତାଙ୍କୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା ଭାବେ ବିବେଚନା କରାଯାଏ l ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଜନ୍ମ ୧୯୫୩ ମସିହାରେ ପୁରୀରେ ହେଇଥିଲା । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ପିତୃଦେବ ଗଜପତି ବୀରକିଶୋର ଦେବ ଓ ମାତୃଦେବୀ ସୂର୍ଯ୍ୟମଣି ପାଟମହାଦେଈ । ସେ ୧୯୭୦ ମସିହା ଜୁଲାଇ ୭ ତାରିଖରେ ରାଜପଦରେ ଅଭିଷିକ୍ତ ହୋଇଥିଲେ । ଗଜପତି ମହାରାଜା ଭାବେ ଅଭିଷିକ୍ତ ହେବାପୂର୍ବରୁ ତାଙ୍କ ନାମ ଥିଲା ଜେନାମଣି କାମାର୍ଣ୍ଣବ ଦେବ । ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବଙ୍କର ଶୁଭପରିଣୟ ଜାମ୍ମୁର ରାଜଜେମା ବିନୀତା ଚତକଙ୍କ ସହିତ ୧୯୭୮ ମସିହରେ ହେଇଥିଲା । ଗଜପତିଙ୍କ ସହ ଶୁଭପରିଣୟ ପରେ ଗଜପତି ବଂଶ ପରମ୍ପରା ଅନୁସାରେ ମହାରାଜାଙ୍କ ଧର୍ମପତ୍ନୀଙ୍କ ନାମ ପରିବର୍ତ୍ତନ ହୋଇ ଲୀଳାବତୀ ପାଟମହାଦେଈ ହୋଇଛି lଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତି ଅଟନ୍ତି । ସେ ରାୟପୁରର ରାଜକୁମାର କଲେଜରୁ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଓ ଦିଲ୍ଲୀର ସେଣ୍ଟଷ୍ଟିଫେନସ କଲେଜରୁ ଇତିହାସରେ ସ୍ନାତକ (ସମ୍ମାନ) ଶିକ୍ଷା ଲାଭ କରିଛନ୍ତି । ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ଏଲ.ଏଲ.ବି .ଶିକ୍ଷା ସମାପ୍ତପରେ ଯୁକ୍ତରାଷ୍ଟ୍ର ଆମେରିକାର ଚିକାଗୋସ୍ଥିତ ନର୍ଥ ୱେଷ୍ଟର୍ଣ୍ଣ ବିଶ୍ୱବିଦ୍ୟାଳୟରୁ ଏଲ.ଏଲ.ଏମ.
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ସିକ୍ଲ ସେଲ୍ ରୋଗ (ଏସସିଡି), ଅନ୍ୟ ନାମ ସିକ୍ଲ ସେଲ୍ ଆନିମିଆ (ଏସସିଏ), ଏକ ରକ୍ତ ବେମାରୀ ଦଳ ଯାହା ଯାହା ବଂଶାନୁକ୍ରମେ ପ୍ରେରିତ ହୁଏ । ଫଳରେ ଲୋହିତ ରକ୍ତ କଣିକାରେ ଥିବା ଅମ୍ଳଜାନ ବାହକ ପ୍ରୋଟିନ ହେମୋଗ୍ଲୋବିନ ଅସାମାନ୍ୟ ହୋଇଯାଏ । ଏହାଦ୍ୱାରା ରକ୍ତ କଣିକା କେତେକ ପରିସ୍ଥିତିରେ ଏକ ଦାଆ ଆକାର ଧାରଣ କରେ । ଏହି ରୋଗ ୫ରୁ ୬ମାସ ବୟସରେ ଆରମ୍ଭ ହୁଏ । ଅନେକ ସ୍ୱାସ୍ଥ୍ୟ ସମସ୍ୟା ଏହା ଯୋଗୁ ଉତ୍ପନ୍ନ ହୁଏ ଯଥା:- ଯନ୍ତ୍ରଣା ଆକ୍ରମଣ (ସିକ୍ଲ ସେଲ୍ କ୍ରାଇସିସ୍), ଆନିମିଆ, ଜୀବାଣୁ ସଂକ୍ରମଣ ଓ ସ୍ଟ୍ରୋକ । ବୟସ ବୃଦ୍ଧି ସଙ୍ଗେ ସଙ୍ଗେ କ୍ରନିକ ଯନ୍ତ୍ରଣା ଲାଗିରହେ । ବିକଶିତ ଦେଶରେ ଏହି ରୋଗୀର ହାରାହାରି ଆୟୁଷ ପ୍ରାୟ ୫୦ ବର୍ଷ ।ଦୁଇଟି ଅସାଧାରଣ ହେମୋଗ୍ଲୋବିନ କପି, ଗୋଟିଏ ପିତା ଓ ଗୋଟିଏ ମାତାଙ୍କଠାରୁ, ବଂଶାନୁକ୍ରମ ଅନୁସାରେ ମିଳିଲେ ସିକ୍ଲ ସେଲ୍ ରୋଗ ହୁଏ । ପ୍ରତ୍ୟେକ ହେମୋଗ୍ଲୋବିନ ଜିନ୍ର ମ୍ୟୁଟେସନ ଅନୁସାରେ ଅନେକ ପ୍ରକାର ସବ୍ଟାଇପ ଥାଏ । ଉତ୍ତାପ ପରିବର୍ତ୍ତନ, ନିର୍ଜଳନ ଓ ଉଚ୍ଚ ଅଲ୍ଟିଚ୍ୟୁଡରେ ଏହା ସମ୍ଭବ ହୁଏ । ଜଣେ ପିତା ବା ଜଣେ ମାତାଙ୍କଠାରୁ ଅସାଧାରଣ କପି ମିଳିଲେ ସାଧାରଣ କୌଣସି ଲକ୍ଷଣ ଦେଖାଯାଏ ନାହିଁ କିନ୍ତୁ ସିକ୍ଲ-ସେଲ ଟ୍ରେଟ ଥାଏ । ଏଭଳି ଲୋକଙ୍କୁ କ୍ୟାରିଅର ମଧ୍ୟ କୁହାଯାଏ । ରକ୍ତ ପରୀକ୍ଷା କରି ଏହି ରୋଗ ନିର୍ଣ୍ଣୟ କରାଯାଏ ଓ କେତେକ ଦେଶରେ ସମସ୍ତ ନବଜାତ ଶିଶୁଙ୍କର ଏହି ରୋଗ ନିମନ୍ତେ ପରୀକ୍ଷା କରାଯାଏ । ଗର୍ଭାବସ୍ଥାରେ ମଧ୍ୟ ଏହି ପରୀକ୍ଷା ସମ୍ଭବପର ହୁଏ । ଟିକା ନେଇ ସିକ୍ଲ ସେଲ ରୋଗ ପ୍ରତିଷେଧ କରିହୁଏ ଓ ଏହାର ଜଟିଳତାମାନଙ୍କ ନିମନ୍ତେ ପ୍ରତିଷେଧକ ଆଣ୍ଟିବାୟୋଟିକ, ଅଧିକ ତରଳ ପଦାର୍ଥ, ଅନୁପୂରକ ଫଲିକ୍ ଏସିଡ୍ ଓ ଯନ୍ତ୍ରଣା ନିବାରକ ଔଷଧ ଦିଆଯାଏ । ରକ୍ତ ଅନ୍ତର୍ଭରଣ(blood transfusion), ହାଇଡ୍ରକ୍ସି କାର୍ବାମାଇଡ ଔଷଧ ମଧ୍ୟ ଦିଆଯାଇପାରେ । କେତେକ ଲୋକ ଅସ୍ଥିମଜ୍ଜା ଟ୍ରାନ୍ସପ୍ଲାଣ୍ଟଦ୍ୱାରା ଆରୋଗ୍ୟ ହୋଇଯାଆନ୍ତି । ସନ ୧୦୧୩ରେ ୩.୨ ନିୟୁତ ସିକ୍ଲ ସେଲ ରୋଗୀ ଥିଲେ ଓ ୪୩ ନିୟୁତ ଲୋକଙ୍କର ସିକ୍ଲ ଟ୍ରେଟ ଥିଲେ । ଏହି ରୋଗୀଙ୍କ ମଧ୍ୟରୁ ୮୦% କେବଳ ସବ-ସାହାରା ଇଲାକାରେ ଥିବା ବିଶ୍ୱସ କରାଯାଏ । ଭାରତର କେତେକ ସ୍ଥାନରେ ବାରମ୍ବାର ଦେଖାଯାଏ, ଆରବିଆନ ପେନିନ୍ସୁଲା ଓ ପୃଥିବୀର ଅନ୍ୟ ସ୍ଥାନରେ ବାସକରୁଥିବା ଆଫ୍ରିକାର ମୂଳବାସିନ୍ଦାଙ୍କୁ ଏହି ରୋଗ ହୁଏ । ଏହି ରୋଗ ଯୋଗୁ ସନ ୧୯୯୦ରେ ୧୧୩,୦୦୦ ମୃତ୍ୟୁ ହୋଇଥିବା ବେଳେ ସନ ୨୦୧୩ରେ ୧୭୬,୦୦୦ ମୃତ୍ୟୁ ହୋଇଥିଲା । ସନ ୧୯୧୦ରେ ଆମେରିକୀୟ ଡାକ୍ତର ଜେମସ ବି ହେରିକ ପ୍ରଥମେ ଏହି ରୋଗ ବିଷୟରେ ବର୍ଣ୍ଣନା କରିଥିଲେ । ଏହାର ଜେନେଟିକ ସମ୍ପର୍କ ବିଷୟରେ ସନ ୧୯୪୯ରେ ଇଏବିଟ ଓ ଜେଭି ନିଲ ପ୍ରଥମେ ଆଲୋକପାତ କରିଥିଲେ । ସିକ୍ଲ ସେଲ ଟ୍ରେଟ ଥିଲେ ମ୍ୟାଲେରିଆ ରୋଗ ନିମନ୍ତେ ସୁରକ୍ଷାକାରୀ ପ୍ରଭାବ ଥିବା ସନ ୧୯୫୪ରେ ଜଣାଯାଇଥିଲା ।
ଡେଙ୍ଗୁ ଜ୍ୱର ଏକ ମଶା ବାହିତ (mosquito-borne ଗ୍ରୀଷ୍ମ ମଣ୍ଡଳୀୟ ରୋଗ (tropical disease) ଯାହା ଡେଙ୍ଗୁ ଭୁତାଣୁଦ୍ୱାରା (dengue virus) ହୁଏ । ଦେହରେ ସଂକ୍ରମଣ ପ୍ରବେଶ ପରେ ୩ରୁ ୧୪ ଦିନ ମଧ୍ୟରେ ଏହାର ଲକ୍ଷଣ ବାହାରେ । ଏହି ରୋଗରେ ଅଧିକ ଜ୍ୱର, ମୁଣ୍ଡ ବିନ୍ଧା, ବାନ୍ତି, ମାଂସପେଶୀ ଯନ୍ତ୍ରଣା (muscle|), ଗଣ୍ଠି ଯନ୍ତ୍ରଣା (joint pains) ଓ ଏକ ନିର୍ଦ୍ଦିଷ୍ଟ ପ୍ରକାରର ଚର୍ମ ରାସ୍ (skin rash) ହୁଏ । ଏହା ୨/୩ ଦିନ ମଧ୍ୟରେ ଉପଶମ ହୋଇଯାଏ । ଅଳ୍ପ ଅନୁପାତରେ ଏହି ରୋଗ ସାଂଘାତିକ ହୋଇ ଡେଙ୍ଗୁ ରକ୍ତସ୍ରାବୀ ଜ୍ୱରରେ ପରିବର୍ତ୍ତିତ ହୋଇ ରକ୍ତସ୍ରାବ (bleeding), ସ୍ୱଳ୍ପ ପ୍ଲାଟେଲେଟ ସ୍ତର (low levels of blood platelets), ରକ୍ତ ପ୍ଲାଜ୍ମା (blood plasma) ଝରଣ (leak) ଓ ଶେଷରେ ଡେଙ୍ଗୁ ସିଣ୍ଡ୍ରୋମ ହୁଏ ଯେଉଁଥିରେ ଅତ୍ୟଧିକ ନିମ୍ନ ରକ୍ତଚାପ (dangerously low blood pressure) ହୁଏ । ଡେଙ୍ଗୁ ରୋଗ ଅନେକ ପ୍ରକାରର ଏଡିସ (Aedes) ଜାତିର ମଶା (mosquito) ବିଶେଷତଃ ଏ ଇଜିପ୍ଟିଦ୍ୱାରା (A. aegypti) ମୂଖ୍ୟତଃ ସୃଷ୍ଟି ହୁଏ । ପାଞ୍ଚ ପ୍ରକାରର ଏହି ଭୁତାଣୁ ଅଛନ୍ତି; ସେଥିମଧ୍ୟରୁ ଗୋଟିଏ ପ୍ରକାରର ଭୁତାଣୁଦ୍ୱାରା ସଂକ୍ରମିତ ହେଲେ ସେହି ପ୍ରକାର ଭୁତାଣୁ ନିମନ୍ତେ ଜୀବନବ୍ୟାପୀ ଇମ୍ମ୍ୟୁନିଟି (immunity) ହୁଏ, ଅନ୍ୟ ପ୍ରକାର ଭୁତାଣୁ ନିମନ୍ତେ ସ୍ୱଳ୍ପକାଳୀନ ଇମ୍ମ୍ୟୁନିଟି ରହେ । ଅନ୍ୟ ପ୍ରକାର ଭୁତାଣୁଦ୍ୱାରା ସଂକ୍ରମିତ ହେଲେ ସାଂଘାତିକ ଜଟିଳତା ସୃଷ୍ଟି ହେବା ସମ୍ଭାବନା ଥାଏ । ରୋଗ ନିଶ୍ଚିତ କରିବା ନିମନ୍ତେ ଅନେକ ପ୍ରକାରର ପରୀକ୍ଷା ଅଛି, ସେମାନଙ୍କ ମଧ୍ୟରୁ ଭୁତାଣୁ ଆଣ୍ଟିବଡି (antibodies) ଓ ଭୁତାଣୁର ଅରଏନଏ (RNA) ଅନୁସନ୍ଧାନ କରି ପାଇଲେ ନିଶ୍ଚିତ ହୋଇଯାଏ । ଗୋଟିଏ ନୂଆ ଡେଙ୍ଗୁ ଜ୍ୱର ଟିକା (vaccine for dengue fever) ବ୍ୟବହାର ନିମନ୍ତେ ତିନୋଟି ଦେଶରେ ଅନୁମୋଦନ ଲାଭ କରିଛି । ମଶାଙ୍କର ରହିବା ସ୍ଥାନ କମେଇ ଓ କାମୁଡ଼ିବାକୁ ନ ଦେଇ ଏହି ରୋଗ ପ୍ରତିରୋଧ କରିହେବ । ସ୍ଥିର ଜଳ ନିଷ୍କାସନ କରି ଓ ଦେହକୁ ଲୁଗାରେ ଆବୃତ କରି ଏହା ସମ୍ଭବପର କରିହେବ । ମଧ୍ୟମ ଓ ସାମାନ୍ୟ ଧରଣର ରୋଗ ପାଇଁ ସାହାଯ୍ୟକାରୀ ଚିକିତ୍ସା ଓ ତରଳ ପଦାର୍ଥ ପାଟିରେ ବା ଶିରାଭ୍ୟନ୍ତରରେ (intravenously) ଦିଆଯାଏ । ସାଂଘାତିକ ରୋଗରେ ରକ୍ତ ପରିଦାନ (blood transfusion) ଦରକାର ହୁଏ । ପ୍ରତି ବର୍ଷ ପ୍ରାୟ ୫ ଲକ୍ଷ ଲୋକଙ୍କର ଆଡମିଶନ ଆବଶ୍ୟକ ହୁଏ । ନନ୍ସ୍ଟିରଏଡାଲ ଆଣ୍ଟି-ଇନଫ୍ଲାମେଟରି ଡ୍ରଗ (nonsteroidal anti-inflammatory drug) ଯୋଗୁ ଅଧିକ ରକ୍ତସ୍ରାବ ଅଧିକ ହେଉଥିବାରୁ ତା ବଦଳରେ ଆଇବୁପ୍ରୋଫେନ ଔଷଧ ବ୍ୟବହାର କରିବାକୁ ସୁପାରିସ କରାଯାଉଛି । ଦ୍ୱିତୀୟ ବିଶ୍ୱଯୁଦ୍ଧ ପରଠାରୁ ଡେଙ୍ଗୁ ଏକ ପୃଥିବୀବ୍ୟାପି ସମସ୍ୟା ହୋଇ ଠିଆ ହୋଇଛି ଓ ପ୍ରାୟ ୧୧୦ଟି ଦେଶରେ ଏହା ସ୍ଥାନୀକ ରୋଗ (endemic) ହୋଇ ରହିଛି । ପ୍ରତି ବର୍ଷ ପ୍ରାୟ ୫୦ରୁ ୫୨୮ ନିୟୁତ ଲୋକ ସଂକ୍ରମିତ ହେଉଛନ୍ତି ଓ ତାଙ୍କ ମଧ୍ୟରୁ ୧୦୦୦୦ରୁ ୨୦,୦୦୦ ଲୋକ ମରୁଛନ୍ତି । ସନ ୧୭୭୯ରୁ ଏହି ରୋଗ ବିଷୟରେ ବର୍ଣ୍ଣନା ଲିଖିତ ଅଛି । ବିଂଶ ଶତାବ୍ଦୀ ପ୍ରାରମ୍ଭରୁ ଏହି ରୋଗର କାରଣ ଓ ସଞ୍ଚାର ବିଷୟ ମଣିଷ ଜାଣିଛି । ମଶା ନିଶ୍ଚିହ୍ନ କରିବା ସହିତ ଭୁତାଣୁ ନିମନ୍ତେ ଔଷଧ ତିଆରି କାମ ଚାଲିଛି । ଏହାକୁ ଉପେକ୍ଷା କରାଯାଇଥିବା ଟ୍ରପିକାଲ ରୋଗ (neglected tropical disease) ଭାବରେ ବର୍ଗୀକରଣ କରାଯାଇଛି ।
ରାଜନୀତି ବିଜ୍ଞାନରେ ବିଭିନ୍ନ ଉପବିଭାଗ ରହିଛି ଯଥା ତୁଳନାତ୍ମକ ରାଜନୀତି, ରାଜନୀତିକ ଅର୍ଥନୀତି, ଅନ୍ତର୍ଜାତୀୟ ସମ୍ପର୍କ, ରାଜନୀତିକ ତତ୍ତ୍ୱ, ସାଧାରଣ ପ୍ରଶାସନ, ଜନନୀତି ଏବଂ ରାଜନୀତିକ ପଦ୍ଧତି । ଅଧିକନ୍ତୁ ରାଜନୀତି ବିଜ୍ଞାନ ଅର୍ଥନୀତି, ଆଇନ, ସମାଜ ବିଜ୍ଞାନ, ଇତିହାସ, ଦର୍ଶନ, ଭୂଗୋଳ, ମନୋବିଜ୍ଞାନ/ମାନସିକ ରୋଗ, ଆନ୍ଥ୍ରୋପୋଲୋଜି ଏବଂ ସ୍ନାୟୁବିଜ୍ଞାନ ସହିତ ଜଡ଼ିତ ଓ ଏବଂ ସେସବୁରୁ ଉଦ୍ଧୃତ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଭାରତୀୟ ମହାକାଶ ଗବେଷଣା ସଂସ୍ଥା ବା ଇସ୍ରୋ ହେଉଛି ଭାରତ ସରକାରଙ୍କ ପ୍ରମୁଖ ମହାକାଶ ପ୍ରାଧିକରଣ । ଏହା ପୃଥିବୀର ଛଅଟି ବଡ଼ ସରକାରୀ ମହାକାଶ ପ୍ରାଧିକରଣ ମଧ୍ୟରୁ ଅନ୍ୟତମ ଯଥା: ଆମେରିକାର ନାସା (NASA), ଋଷିଆର RKA, ଇଉରୋପର ଇସା (ESA), ଚୀନର ସିନସଏ (CNSA) ଓ ଜାପାନର JAXA । ଏହି ସଂଗଠନର ମୂଳ ଉଦ୍ଦେଶ୍ୟ ହେଲା - ମହାକାଶ ତଥା ଗ୍ରହଜଗତ ସମ୍ବନ୍ଧରେ ତାତ୍ତ୍ୱିକ ଗବେଷଣା, ଅତ୍ୟାଧୁନିକ ମହାକାଶୀୟ ପ୍ରଯୁକ୍ତି ବିଦ୍ୟାର ଉନ୍ନତିକରଣ ଓ ଦେଶର ଉନ୍ନତିରେ ମହାକାଶର ପ୍ରୟୋଗ ।ଏହା ୧୯୬୯ରେ ପ୍ରତିଷ୍ଠା ହୋଇଥିଲା । ଭାରତୀୟ ରାଷ୍ଟ୍ରୀୟ ଅନ୍ତରୀକ୍ଷ ଅନୁସନ୍ଧାନ ସମିତି (INCOSPAR) ବଦଳରେ ସ୍ଥାପିତ ହୋଇଥିଲା । ଇସ୍ରୋ ମୁଖ୍ୟ କାର୍ଯାଳୟ ବାଙ୍ଗାଲୋରଠାରେ ଅବସ୍ଥିତ । ଏହା ଭାରତ ସରକାରଙ୍କ ମହାକାଶ ବିଭାଗ ଅନ୍ତର୍ଗତ ଅଟେ, ଯାହାକି ବର୍ତ୍ତମାନ ପ୍ରଧାନମନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟ କରୁଅଛି । ଇସ୍ରୋକୁ ପ୍ରତିଷ୍ଠା କରିବାରେ ଡକ୍ଟର ବିକ୍ରମ ଅମ୍ବାଲାଲ୍ ସରାଭାଇଙ୍କର ଉଲ୍ଲେଖନୀୟ ଯୋଗଦାନ ଓ ଆପ୍ରାଣ ପ୍ରଚେଷ୍ଟା ଯୋଁଗୁ ତାଙ୍କୁ ଭାରତୀୟ ମହାକାଶ କାର୍ଯ୍ୟକ୍ରମର ଜନକ ବୋଲି କୁହାଯାଏ ।
ଭାଷା ହେଉଛି ଯୋଗାଯୋଗର ଜଟିଳ ପ୍ରଣାଳୀକୁ ଶିଖିବା ଓ ବ୍ୟବହାର କରିବା ପାଇଁ ଥିବା ମନୁଷ୍ୟର ସାମର୍ଥ୍ୟ ଏବଂ ଗୋଟିଏ ଭାଷା ହେଉଛି ଏହି ଜଟିଳ ଯୋଗାଯୋଗ ପ୍ରଣାଳୀର ଏକ ଉଦାହରଣ । ପୃଥିବୀରେ ସର୍ବମୋଟ କେତେ ଭାଷା ଅଛି ଏକଥା ସଠିକ ଭାବେ କହିବା ସମ୍ଭବ ନୁହେଁ ଏବଂ ଏହି ସଂଖ୍ୟା ଭାଷା (language) ଓ ଲୋକଭାଷା (dialects) ମଧ୍ୟରେ ସୂକ୍ଷ୍ମ ପ୍ରଭେଦ ଉପରେ ନିର୍ଭର କରେ । ତଥାପି ଆକଳନ କରାଯାଇଛି ଯେ ଏହି ସଂଖ୍ୟା ୬୦୦୦ରୁ ୭୦୦୦ ହେବ ।
ଗୋଲୋକ ବିହାରୀ ଧଳ (୧୫ ଡିସେମ୍ବର ୧୯୨୧- ୨୪ ଜୁନ ୧୯୭୪) ଓଡ଼ିଆ ପ୍ରବନ୍ଧ ସାହିତ୍ୟରେ ଜଣେ ଭାଷାତତ୍ତ୍ୱବିତ, ପ୍ରଫେସର, ଧ୍ୱନି ତତ୍ତ୍ୱବିତ୍, ଅନୁବାଦକ, ପ୍ରାବନ୍ଧିକ ଓ ଭ୍ରମଣ କାହାଣୀ ଲେଖକ ଥିଲେ । ଜଣେ ପ୍ରାବନ୍ଧିକ ଭାବେ ସେ ବିଭିନ୍ନ ଗଠନମୂଳକ ମୂକ୍ୟବୋଧ ତଥା ଓଡ଼ିଶାର ସମାଜ, ଶିକ୍ଷା, ସଂସ୍କୃତି ଓ ପରମ୍ପରା ଉପରେ ପ୍ରବନ୍ଧମାନ ରଚନା କରୁଥିଲେ । ଭାରତର ଜାତୀୟ ଜୀବନର ତ୍ରୁଟିବିଚ୍ୟୁତି ଉପରେ ତାଙ୍କର କିଛି ପ୍ରବନ୍ଧ ରଚିତ । ତାଙ୍କ ପ୍ରବନ୍ଧମାନ ସରଳ, ସଂକ୍ଷିପ୍ତ ଓ ଇଙ୍ଗିତଧର୍ମୀ ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବିମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ରତ୍ନାକର ଚଇନି( ୨୫ ଅଗଷ୍ଟ ୧୯୪୫ - ୧୮ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ନାଟ୍ୟକାର, ଗାଳ୍ପିକ ଓ ଔପନ୍ୟାସିକ ଓ ସମାଲୋଚକ ଥିଲେ । ଲେଖନୀ ଚାଳନା ସହ ଜଣେ ସାହିତ୍ୟ ସଂଗଠକ ଓ ଶିକ୍ଷାବିତ ଭାବେ ସେ ନିଜକୁ ପ୍ରତିଷ୍ଠିତ କରିଥିଲେ । ୨୦୧୦ ମସିହାରେ ସଂସ୍କାର ଭାରତୀ ଓ ଉତ୍କଳ ସାହିତ୍ୟ ସମାଜର ଅଧ୍ୟକ୍ଷ କାର୍ଯ୍ୟ ତୁଲାଇଥିଲେ । ତାଙ୍କର ଏଯାବତ ୧୧୧ ଖଣ୍ଡ ପୁସ୍ତକ ପ୍ରକାଶ ପାଇସାରିଛି ।
ସନ୍ଥକବି ଭୀମ ଭୋଇ ଭୀମ ଭୋଇ (୧୮୫୦-୧୮୯୫ ) ରେଢ଼ାଖୋଲର ମଧୁପୁର ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ ।ଭୀମ ଭୋଇ ଜଣେ ଓଡ଼ିଆ କବି ଓ ମହିମା ଧର୍ମର ପ୍ରଚାରକ ଥିଲେ । ତାଙ୍କର ରଚନା ଗୁଡ଼ିକରେ ମାନବ ଧର୍ମ, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରାଯାଇଅଛି । ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତାବଳୀ ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" କବିତା ଅନ୍ୟତମ । ତାଙ୍କ ସମସାମୟିକମାନଙ୍କ କବିତାସବୁ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବିଷୟରେ ହୋଇଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଓ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ପ୍ରଚଳନ ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନ ନିମନ୍ତେ ସେ ଶହଶହ ଛାନ୍ଦ, ଚଉପଦୀ ଓ ଚଉତିଶା ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ବହିଗୁଡ଼ିକ ମଧ୍ୟରେ "ସ୍ତୁତିଚିନ୍ତାମଣି", "ହଲିଆ ଗୀତ", "ଡାଲଖାଈ", "ରସରକେଲି", "ଜାଇଫୁଲ", "ବ୍ରହ୍ମ ନିରୂପଣ ଗୀତା", "ଆଦିଅନ୍ତ ଗୀତା", "ଅଷ୍ଟକ ବିହାରୀ ଗୀତା", "ନିର୍ବେଦ ସାଧନା", "ଶ୍ରୁତିନିଷେଧ ଗୀତା", "ମନୁସଭାମଣ୍ଡଳ", "ଗୃହଧର୍ମ" ଓ "ମହିମାବିନୋଦ" । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ସୁରକ୍ଷିତ । ତାଙ୍କ ରଚିତ ବହିଗୁଡ଼ିକ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ସୂର୍ଯ୍ୟଙ୍କର ଏକ ରାଶିରୁ ଅନ୍ୟରାଶି ଗମନକୁ ସଂକ୍ରାନ୍ତି କହନ୍ତି । ଅମାବାସ୍ୟା ଓ ପୂର୍ଣ୍ଣିମାକୁ ଧରି ଚନ୍ଦ୍ରଙ୍କ କ୍ଷୟବୃଦ୍ଧି ସହିତ ଚାନ୍ଦମାନ ଓ ସଂକ୍ରାନ୍ତି କଳାରେ ସୌରମାନ ମାସ ଆମର ପଞ୍ଜିକାରେ ଅନ୍ତର୍ଭୁକ୍ତ । ଅମାବାସ୍ୟା ଓ ପୂର୍ଣ୍ଣିମା ଚନ୍ଦ୍ର ଦର୍ଶନ ଯୋଗୁଁ ପ୍ରତ୍ୟକ୍ଷରେ ଉପଲବ୍ଧ କରିହୁଏ; କିନ୍ତୁ ସୂର୍ଯ୍ୟଙ୍କ ଗତି ଯୋଗୁଁ ଦିନ ରାତି ଏବଂ ଋତୁମାନଙ୍କର ପରିବର୍ତ୍ତନ ହୁଏ । ପ୍ରତି ଇଂରାଜୀ ମାସର ତା୧୩ରିଖଠାରୁ ତା୧୫ରିଖ ମଧ୍ୟରେ ସୂର୍ଯ୍ୟ ଗୋଟିଏ ରାଶିରୁ ଅନ୍ୟ ଏକ ରାଶିକୁ ଗମନ କରିବା ଯୋଗୁଁ ସୂର୍ଯ୍ୟଙ୍କର ସଂକ୍ରମଣ କ୍ରିୟା ବା ସଂକ୍ରାନ୍ତି ହୁଏ । ତେଣୁ ସୂର୍ଯ୍ୟଙ୍କ ଅୟନ କ୍ରମେ ସେହି ସଂକ୍ରାନ୍ତିଗୁଡିକ ନାମିତ ହୋଇଥାନ୍ତି । ଏହିପରି ସୌରମାନ ମାସଗୁଡ଼ିକୁ ଇଂରାଜୀ ମାସିକ ପଞ୍ଜିକା ଅନୁସାରେ ଗଣନା କରାଯାଏ ।
ଭାରତର ସ୍ୱାଧୀନତା ଦିବସ ଏକ ଭାରତୀୟ ଜାତୀୟ ଦିବସ ଅଟେ । ୧୯୪୭ ମସିହାରେ ଭାରତ ଫିରିଙ୍ଗି ଶାସନରୁ ମୁକ୍ତ ହୋଇ ସ୍ୱତନ୍ତ୍ର ଗଣରାଜ୍ୟରେ ପରିଣତ ହୋଇଥିଲା । ତେଣୁ ଏହି ଦିନକୁ ମନେପକାଇବା ପାଇଁ ପ୍ରତିବର୍ଷ ପନ୍ଦର ଅଗଷ୍ଟକୁ ଭାରତର ସ୍ୱାଧୀନତା ଦିବସ ଭାବରେ ପାଳନ କରାଯାଇଥାଏ । ଏହା ଭାରତର ଏକ ପ୍ରଧାନ ଜାତୀୟ ଦିବସ । ଦେଶ ସାରା, ଏହି ଦିନ ପତାକା ଉତ୍ତୋଳନ କରଯାଇଥାଏ ଓ ଉତ୍ସବମାନ ଅୟୋଜନ କରାଯାଇଥାଏ । ରାଜଧାନୀ ଦିଲ୍ଲୀରେ ଏହି ଦିନ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କ ନିମନ୍ତେ ଜାତୀୟ ପତାକା ଉତ୍ତୋଳନ କରି ଅଭିଭାଷଣ ଦେଇଥାନ୍ତି ଯାହା ଦେଶସାରା ଟି.ଭି.ରେ ଦେଖାଯାଇଥାଏ । ଏହି ଅଭିଭାଷଣରେ ସେ ଦେଶର ପ୍ରଗତି, ଅସୁବିଧା ଓ ତାହାର ସମାଧାନ ଓ ଆଗକୁ ହେବାକୁ ଥିବା ଉନ୍ନତି ଆଦି ବିଷୟରେ ବଖାଣିଥାନ୍ତି । ଭାରତୀୟ ସ୍ୱାଧୀନତା ସଂଗ୍ରାମ ଓ ସଂଗ୍ରାମୀମାନଙ୍କ ଉପରେ ମଧ୍ୟ ସେ ଅଭିଭାଷଣ ରଖିଥାନ୍ତି ।
ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ
ଭାରତ ଏକ ସଂଗଠିତ ଗଣରାଜ୍ୟ ଏହା ଅଠେଇସିଟି ରାଜ୍ୟ ଓ ଆଠଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭାଜିତ ହୋଇଛି । ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପୁନର୍ବାର ଜିଲ୍ଲା ଆଦିରେ ଉପବିଭାଜିତ ହୋଇଛନ୍ତି । .
ଓଡ଼ିଶାରେ ବିଭିନ୍ନ ସମୟରେ ଓଡ଼ିଆ ଭାଷା ପାଇଁ ହୋଇଥିବା ଆନ୍ଦୋଳନଗୁଡ଼ିକ ସାମୁହିକ ଭାବେ ଓଡ଼ିଆ ଭାଷା ଆନ୍ଦୋଳନ ଭାବେ ଜଣା । ଆଧୁନିକ ଇତିହାସରେ ଏହା ପ୍ରଥମେ ୧୮୬୬ ବ୍ରିଟିଶ ଶାସନ କାଳରେ ଆରମ୍ଭ ହୋଇ ୧୯୦୩ ମସିହାରେ ଏକ ବିଶାଳ ଆନ୍ଦୋଳନର ରୂପ ନେଇଥିଲା । ଏହାର ପରିଣତି ସ୍ୱରୂପ ୧୯୩୬ ମସିହାରେ ଭାଷା ଭିତ୍ତିରେ ଭାରତର ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ଗଠିତ ହୋଇଥିଲା ।୧୯୫୪ ଓଡ଼ିଶା ରାଜଭାଷା ଆଇନ ଅନୁସାରେ ଓଡ଼ିଶାରେ ଓଡ଼ିଆ ରାଜଭାଷା ଭାବେ ବ୍ୟବହାର ହେବାର ନିୟମ ଗୃହୀତ ହୋଇଥିଲା। ୧୯୫୪ ମସିହାରେ ଓଡ଼ିଶା ବିଧାନ ସଭାରେ ପ୍ରଣୀତ ହେବା ପରେ ୧୯୬୬, ୧୯୬୮, ୧୯୮୫, ୧୯୯୫ ଓ ୨୦୧୨ ମସିହାର ଏହି ଆଇନକୁ କାର୍ଯ୍ୟକାରୀ କରିବା ନିମନ୍ତେ କିଛି ଆଦେଶନାମା ଜାରି ହୋଇଥିଲା। ୧୯୮୫ ଓ ୧୯୯୫ ମସିହାର ତତ୍କାଳୀନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକ ଏହା କାର୍ଯ୍ୟକାରୀ କରିବାକୁ ଉଦ୍ୟମ କରିଥିଲେ। । ପରେ ଓଡ଼ିଆ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ଛତିଶଗଡ଼ରେ ଦ୍ୱିତୀୟ ରାଜଭାଷାର ସ୍ୱୀକୃତି ପାଇବା ପରେ ଓଡ଼ିଆ ଭାଷା ଓଡ଼ିଶାର ବିଚ୍ଛିନ୍ନାଞ୍ଚଳରେ ଶିକ୍ଷା, ଆଇନ ଓ ଶାସନର ଭାଷା ହେବାର ସୁଯୋଗ ମିଳିଲା ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଦୟାନନ୍ଦ ସରସ୍ୱତୀ (ଖ୍ରୀ.ଅ ୧୮୨୪ - ୧୮୮୩) ଥିଲେ ଜଣେ ଲେଖକ, ସମାଜ ସଂସ୍କାରକ ଓ ଆର୍ଯ୍ୟ ସମାଜର ସଂସ୍ଥାପକ । ଦୟାନନ୍ଦ ସଂସ୍କୃତ ଓ ହିନ୍ଦୀ ଭାଷାରେ ପ୍ରଭାବଶାଳୀ ବକ୍ତା ଭାବେ ପରିଚିତ । ସେ କହୁଥିଲେ ମୃତ ବ୍ୟକ୍ତିକୁ ଶ୍ରାଦ୍ଧ ତର୍ପଣ ନଦେଇ ଜୀବିତ ପିତାମାତା ଓ ବୃଦ୍ଧ ବ୍ୟକ୍ତିକୁ ସେବା କରିବା ହେଲା ପିତୃଯଜ୍ଞ । ଫଳିତ ଜ୍ୟୋତିଷ, ସାମୁଦ୍ରିକ ବିଦ୍ୟା, ହସ୍ତରେଖା ଆଦି ଅଯଥାର୍ଥ ଓ ଅନାବଶ୍ୟକ କାମ । ଲୈାକିକ ବ୍ୟବହାରରେ ସାଧୁତା, ଯଥାର୍ଥ କର୍ମସାଧନା, କର୍ତ୍ତବ୍ୟ ପ୍ରତି ନିଷ୍ଠା ବଳରେ ପ୍ରାଣୀ ଫଳପ୍ରାପ୍ତ ହୁଅନ୍ତି ପ୍ରତିମା ପୂଜାଦେଇ ନୁହେଁ । ତାଙ୍କର ଉପଲବ୍ଧ ସତ୍ୟକୁ ପ୍ରତିପାଦିତ କରିବାକୁ ଯାଇ ସେ ଅପୌତ୍ତଳିକତା ଓ ନିଚ୍ଛକ ବୈଦିକ ସତ୍ୟର ଆଲୋଚନା ପାଇଁ ଆର୍ଯ୍ୟ ସମାଜ ସ୍ଥାପନ କରିଥିଲେ । ଆର୍ଯ୍ୟ ସମାଜ ଜରିଆରେ ଶିକ୍ଷାର ପ୍ରସାର କରାଇ ନାରୀକୁ ପୁରୁଷ ସହ ସମାନ ଅଧିକାର ଦେବାର ଯୁକ୍ତି ସେ ଦର୍ଶାଇଥିଲେ ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନ୍ସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମର ଜଣେ ନାୟିକା ଥିଲେ । ସ୍ୱଦେଶ ଓ ସ୍ୱଜାତିକୁ ପରାଧୀନତାର ବନ୍ଧନରୁ ମୁକ୍ତ କରିବା ପାଇଁ ସେ ସଂଗ୍ରାମ କରିଥିଲେ । ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗଚାଳନା, ଅଶ୍ୱାରୋହଣ, ବିଭିନ୍ନ ପ୍ରକାର ଶାରୀରିକ ବ୍ୟାୟାମ, ଦୁର୍ଦ୍ଦାନ୍ତ ହସ୍ତୀମାନଙ୍କୁ ଆୟତ କରିବା ଆଦି କଳାରେ ସେ ପାରଙ୍ଗମ ଥିଲେ ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ଆଲେକ୍ଜାଣ୍ଡାର ତୃତୀୟ ବା ଆଲେକ୍ଜାଣ୍ଡାର ଦ ଗ୍ରେଟ୍ ଥିଲେ ପ୍ରାଚୀନ ଗ୍ରୀସର ମାସିଡୋନିଆର ସମ୍ରାଟ । ମାତ୍ର ୩୦ ବର୍ଷ ବୟସରେ ସେ ବିଶାଳ ସାମ୍ରାଜ୍ୟର ଅଧିକାରୀ ହୋଇପାରିଥିଲେ । ତାଙ୍କୁ ୧୬ ବର୍ଷ ହୋଇଥିବା ବେଳେ ଥ୍ରାସିଆନ୍ ବିଦ୍ରିହ ଦେଖାଯାଇଥିଲା । ଏହାକୁ ଦମନ କରିବା ପାଇଁ ତାଙ୍କୁ ଦାୟିତ୍ୱ ଦିଆଗଲା । ସେତେବେଳେକୁ ଫିଲିପ୍ ବାହାରେ ଥିଲେ । ଆଲେକ୍ଜାଣ୍ଡାର ବିଦ୍ରୋହକୁ ଦମନ କରିବା ସହିତ ବିଦ୍ରୋହୀଙ୍କ ଗଡ଼ ଭାବେ ପରିଚିତ ସ୍ଥାନ ଦଖଲ କରି ଏହାକୁ ଆଲେକ୍ଜାଣ୍ଡ୍ରାପଲିସ ନାମରେ ନାମିତ କରିଥିଲେ ।
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ୱ ଓ ଧାର୍ମିକ ଗୁରୁତ୍ତ୍ୱ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱରଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରିରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରିରେ ୧୮ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
ରାଧା (ହିନ୍ଦୀରେ राधा, ରୋମାନ ଲିପିରେ ଉଚ୍ଚାରଣଗତ ଦୃଷ୍ଟିରୁ ମୂଳ ସଂସ୍କୃତ ଶବ୍ଦ Rādhā), ଯିଏ ରାଧାରାଣୀ, ରାଧିକା, ରାଧୀକାରାଣୀ ବା ଶ୍ରୀମତୀ ରୂପେ ହିନ୍ଦୁଧର୍ମର ବୈଷ୍ଣବମାନଙ୍କଦ୍ୱାରା ପୂଜିତା, ବ୍ରହ୍ମ ବୈବର୍ତ ପୁରାଣ ଓ ଗୀତ ଗୋବିନ୍ଦ ଅନୁସାରେ ସିଏ ହେଉଛନ୍ତି ଶ୍ରୀକୃଷ୍ଣଙ୍କର ବାଳସଖି, ପ୍ରେମିକା। ରାଧା ପ୍ରାୟ ସର୍ବଦା କୃଷ୍ଣଙ୍କ ସହିତ ପୂଜିତା ହୋଇଥାନ୍ତି। ଗୌଡ଼ୀୟ ବୈଷ୍ଣବମାନଙ୍କ ମତରେ ସେ ହେଉଛନ୍ତି ଆଦିଶକ୍ତି। ନିମ୍ବାର୍କ ସମ୍ପ୍ରଦାୟର ବୈଷ୍ଣବମାନଙ୍କର ମଧ୍ୟ ମୂଖ୍ୟ ଆରାଧିତା ଦେବୀ ହେଉଛନ୍ତି ରାଧା। ନିମ୍ବାର୍କ ଋଷି, ଯିଏ ନିମ୍ବାର୍କ ସମ୍ପ୍ରଦାୟ ପ୍ରତିଷ୍ଠା କରିଥିଲେ, ତାଙ୍କ ମତରେ ରାଧା ଓ କୃଷ୍ଣଙ୍କର ମିଳିତ ସତ୍ତା ହେଉଛି ସତ୍ୟର ପ୍ରତୀକ। କୃଷ୍ଣଙ୍କ ସହିତ ରାଧାଙ୍କର ଅପ୍ରାକୃତ ପ୍ରେମର ବର୍ଣ୍ଣନା ବ୍ରହ୍ମ ବୈବର୍ତ ପୁରାଣ, ଗର୍ଗ ସଂହିତା ଓ ବୃହଦ୍ ଗୌତମୀୟ ତନ୍ତ୍ରରେ ଦେଖିବାକୁ ମିଳେ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ପ୍ରାଣବନ୍ଧୁ କର (୧ ଡିସେମ୍ବର ୧୯୧୪ - ୩୦ ମାର୍ଚ୍ଚ ୧୯୯୮) ଜଣେ ଅଧ୍ୟାପକ, ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ତାଙ୍କ ରଚିତ କେତେକ ଜଣାଶୁଣା ରଚନା ମଧ୍ୟରେ ଅଶାନ୍ତ, ଶ୍ୱେତପଦ୍ମା ଆଦି ନାଟକ, ଦୂରପାହାଡ଼ ଓ ପେଟୁ ଏକାଙ୍କିକା, ଷଣ୍ଢ ଲଢେଇ ଓ ସୁଅ ମୁହଁରେ ପଥର ଆଦି ଗଳ୍ପ ଅନ୍ୟତମ । କର କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ମାଟିର ମଣିଷ, ଫକୀରମୋହନଙ୍କ ମାମୁ, ପ୍ରାୟଶ୍ଚିତ, ଛ ମାଣ ଆଠ ଗୁଣ୍ଠ, ହରେକୃଷ୍ଣ ମହତାବଙ୍କ ଟାଉଟର ଓ ଫତୁରାନନ୍ଦଙ୍କ ନାକଟା ଚିତ୍ରକରର ନାଟ୍ୟରୂପ ଦେଇଥିଲେ । ତାଙ୍କର ଅଶାନ୍ତ ନାଟକ ନିମନ୍ତେ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ସ୍ନାୟୁ ସଂହାର ନାଟକ ନିମନ୍ତେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ସିନ୍ଧୁ ନଦୀ(ଇଂରାଜୀରେ Indus River) ଏସିଆ ମହାଦେଶର ଦୀର୍ଘତମ ନଦୀମାନଙ୍କ ମଧ୍ୟରୁ ଅନ୍ୟତମ । ତିବ୍ବତ ମାଳଭୂମିରେ ମାନସରୋବର ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରୁ ଏହି ନଦୀର ଉତ୍ପତ୍ତି । ନିଜ ଉତ୍ପତ୍ତିସ୍ଥଳରୁ ବାହାରି ଏହି ନଦୀ ଲଦାଖ ଅଞ୍ଚଳ ଅତିକ୍ରମ କରି ଗିଲ୍ଗିଟ୍-ବାଲ୍ଟିସ୍ତାନରେ ହିନ୍ଦୁକୁଶ ପର୍ବତମାଳାର ଉପତ୍ୟକାରେ ପ୍ରବେଶ କରିଛି । ତାହା ପରେ ଏହା ଦକ୍ଷିଣମୁଖୀ ହୋଇ ପାକିସ୍ତାନରେ ପ୍ରବାହିତ ହୋଇ ବନ୍ଦର ନଗରୀ କରାଚୀ ନିକଟରେ ଆରବ ସାଗର ସହିତ ସମ୍ମିଳିତ ହୋଇଛି । ସିନ୍ଧୁ ନଦୀ ପାକିସ୍ତାନର ଦୀର୍ଘତମ ନଦୀ ଓ ଏହାକୁ ପାକିସ୍ତାନର ଜାତୀୟ ନଦୀ ବୋଲି କୁହାଯାଏ ।ସିନ୍ଧୁ ନଦୀର ଅବବାହିକା ୧୧,୬୫,୦୦୦ ବର୍ଗ କିଲୋମିଟର୍ ଅଞ୍ଚଳରେ ବ୍ୟାପ୍ତ । ଏହାର ବାର୍ଷିକ ପ୍ରବାହ ହାରାହାରି ୨୪୩ ଘନ କିଲୋମିଟର୍ ଯାହା ନୀଳ ନଦୀର ବାର୍ଷିକ ପ୍ରବାହର ୨ ଗୁଣ ଓ ୟୁଫ୍ରେଟିସ୍-ଟାଇଗ୍ରିସ୍ ନଦୀର ମିଳିତ ପ୍ରବାହର ୩ ଗୁଣ । ଏହି କାରଣରୁ ଜଳ ନିଷ୍କାସନ ହାର ଦେଖିଲେ ସିନ୍ଧୁ ନଦୀକୁ ବିଶ୍ୱର ବୃହତ୍ତମ ନଦୀମାନଙ୍କ ଶ୍ରେଣୀରେ ଗଣନା କରାଯାଇପାରେ । ଲଦାଖରେ ଜାନ୍ସ୍କାର ନଦୀ ଏହାର ବାମ ତୀରର ଉପନଦୀ । ସମତଳ ଅଞ୍ଚଳକୁ ପ୍ରବେଶ କରିବା ପରେ ସିନ୍ଧୁର ବାମ ତୀରରେ ପଞ୍ଜନଦ ଏହାର ମୁଖ୍ୟ ଉପନଦୀ ଯାହା ଚେନାବ, ଝେଲମ୍, ରାୱି, ବେଆସ୍ ଓ ଶତଲେଜ୍ ନଦୀର ମିଳନରୁ ସୃଷ୍ଟ । ଡାହାଣ ତୀରରେ ମିଶୁଥିବା ଉପନଦୀମାନଙ୍କ ମଧ୍ୟରେ ଶ୍ୟୋକ୍, ଗିଲ୍ଗିଟ୍, କାବୁଲ୍, ଗୋମଲ୍ ଓ କୁର୍ରମ୍ ନଦୀ ପ୍ରଧାନ । ଏକ କ୍ଷୁଦ୍ର ପାହାଡ଼ିଆ ଝରଣା ରୂପେ ସୃଷ୍ଟ ସିନ୍ଧୁ ନଦୀ ହିମସ୍ରୋତ, ତଥା ହିମାଳୟ, କାରାକୋରମ୍ ଓ ହିନ୍ଦୁକୁଶର ନଦୀମାନଙ୍କଦ୍ୱାରା ପରିବୃଦ୍ଧ ହୋଇଛି । ଏହା ପରେ ସମତଳ ଭୂମି ତଥା ଶୁଷ୍କ ଅଞ୍ଚଳ ଦେଇ ପ୍ରବାହିତ ହେଉଛି ଯାହାଦ୍ୱାରା ସେଠାକାର ଜୈବମଣ୍ଡଳ ଓ ପରିବେଶ ପରିଚାଳିତ ହୋଇଥାନ୍ତି ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ । ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ସେଥିରୁ ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ଚନ୍ଦ୍ରଯାନ-୩ (ସଂସ୍କୃତ: चन्द्रयान-3) ହେଉଛି ଭାରତୀୟ ମହାକାଶ ଗବେଷଣା ସଂଗଠନ, ଇସ୍ରୋଦ୍ୱାରା ତୃତୀୟ ଚନ୍ଦ୍ର ଅନୁସନ୍ଧାନ ଅଭିଯାନ । ଏଥିରେ ଚନ୍ଦ୍ରଯାନ-୨ ଭଳି ଲ୍ୟାଣ୍ଡର ଓ ରୋଭର ରହିଥିଲେ ହେଁ ଏଥିରେ ପରିକ୍ରମଣକାରୀ (ଅର୍ବିଟର) ନାହିଁ । ଏହାର ପ୍ରୋପଲ୍ସନ୍ ମଡ୍ୟୁଲ୍ ଏକ ଯୋଗାଯୋଗ ରିଲେ ସାଟେଲାଇଟ୍ ଭଳି ଆଚରଣ କରେ । ମହାକାଶଯାନ ୧୦୦ କିଲୋମିଟର ଚନ୍ଦ୍ର କକ୍ଷପଥରେ ରହିବା ପର୍ଯ୍ୟନ୍ତ ପ୍ରୋପଲସନ ମଡ୍ୟୁଲ ଲ୍ୟାଣ୍ଡର ଏବଂ ରୋଭର ବହନ କରିଥାଏ ।ଚନ୍ଦ୍ରଯାନ-୨ ପରେ ସଫ୍ଟ ଲ୍ୟାଣ୍ଡିଂ ଗାଇଡେନ୍ସ ସଫ୍ଟୱେୟାରରେ ଶେଷ ମୁହୂର୍ତ୍ତରେ ସଫ୍ଟ ଲ୍ୟାଣ୍ଡିଂ ଗାଇଡେନ୍ସ ସଫ୍ଟୱେୟାରରେ ତ୍ରୁଟି ଯୋଗୁଁ ସଫଳ କକ୍ଷପଥ ପ୍ରବେଶ ପରେ ଲ୍ୟାଣ୍ଡରର ସଫ୍ଟ ଲ୍ୟାଣ୍ଡିଂ ପ୍ରୟାସ ବିଫଳ ହେବା ପରେ ଆଉ ଏକ ଚନ୍ଦ୍ର ଅଭିଯାନ ପ୍ରସ୍ତାବ ଦିଆଯାଇଥିଲା। ଏହି ଅଭିଯାନକ୍ରମେ ୨୦୨୪ ମସିହାରେ ଜହ୍ନର ଦକ୍ଷିଣ ମେରୁରେ ରୋଭର (ଚନ୍ଦ୍ର ଉପରେ ବୁଲାବୁଲି କରି ତାହାର ମାଟିର ନମୁନା ସଂଗ୍ରହ କରିବା) ଏବଂ ଏକ ଲ୍ୟାଣ୍ଡର (ଚନ୍ଦ୍ର ଉପରେ ଓଲ୍ହାଇବା) ପଠାଯାଇ ନିରୀକ୍ଷଣ କରାଯିବ ।ଏହି ଅଭିଯାନଟି ନୂତନ ଭୂମି ଅନୁଧ୍ୟାନ ସହିତ ଜଡ଼ିତ କଳାକୌଶଳ ଯଥା ଯାନ ପରିବହନ ଏବଂ କିଛି ଶହ କିଲୋଗ୍ରାମ ଓଜନର ଆସବାବପତ୍ର ସହିତ ମେରୁ ସ୍ଥାନରେ କିପରି ଦୀର୍ଘସ୍ଥାୟୀ ରାତ୍ରଯାପନ ହୋଇପାରିବ ତାହା ଉପରେ ଅଧିକ ଅନୁଧ୍ୟାନ କରିବ । ସମ୍ଭାବିତ ପାଣିର ଖୋଜା, ନମୁନା ସଂଗ୍ରହ ଏବଂ ତଦନ୍ତ ମୁଖ୍ୟତଃ ଏହି ଅଭିଯାନର ଲକ୍ଷ୍ୟ ହୋଇପାରେ । ଅନ୍ୟାନ୍ୟ ଅନ୍ତରୀକ୍ଷ ସଂସ୍ଥାଗୁଡ଼ିକରୁ ପେଲୋଡ ବା ଆସବାବପତ୍ର ନେବାକୁ ପ୍ରସ୍ତାବ ଦିଆଯିବ ।୧୪ ଜୁଲାଇ ୨୦୨୩ ତାରିଖରେ ଚନ୍ଦ୍ରଯାନ-୩କୁ ସଫଳତାର ସହିତ ଏଲଭିଏମ୩ ଏମ୪ ରକେଟଦ୍ୱାରା କକ୍ଷପଥରେ ସ୍ଥାପନ କରାଯାଇଥିଲା ।
ଦ୍ରୌପଦୀ ମୁର୍ମୁ (ଜନ୍ମ: ୨୦ ଜୁନ ୧୯୫୮) ଜଣେ ଭାରତୀୟ ରାଜନୀତିଜ୍ଞା ଓ ଭାରତର ୧୫ତମ ତଥା ବର୍ତ୍ତମାନର ରାଷ୍ଟ୍ରପତି । ଭାରତର ରାଷ୍ଟ୍ରପତି ହେବାରେ ସେ ପ୍ରଥମ ଆଦିବାସୀ । ସେ ଭାରତୀୟ ଜନତା ପାର୍ଟିର ଦଳୀୟ ପ୍ରାର୍ଥୀ ଭାବେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରୁ ଦୁଇଥର (୨୦୦୦ ଏବଂ ୨୦୦୪ରେ) ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ଝାଡ଼ଖଣ୍ଡର ରାଜ୍ୟପାଳ (୨୦୧୫-୨୦୨୧) ଭାବରେ କାର୍ଯ୍ୟ କରିଥିଲେ । ବିଜୁ ଜନତା ଦଳ ଏବଂ ଭାରତୀୟ ଜନତା ପାର୍ଟିର ସଂଯୁକ୍ତ ଶାସନ ବେଳେ ସେ ବାଣିଜ୍ୟ ଏବଂ ଗମନାଗମନ ବିଭାଗର ସ୍ୱାଧୀନ ମନ୍ତ୍ରୀ ଭାବେ ୨୦୦୦ ମାର୍ଚ୍ଚ ୬ରୁ ୨୦୦୨ ଅଗଷ୍ଟ ୬ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ ଏବଂ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗରେ ମନ୍ତ୍ରୀ ଭାବେ ୨୦୦୨ ଅଗଷ୍ଟ ୬ରୁ ୨୦୦୪ ମଇ ୧୬ ପର୍ଯ୍ୟନ୍ତ କାର୍ଯ୍ୟକରିଥିଲେ ।