ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରାଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ହସ୍ତମୈଥୁନ ଯୌନ ଉତ୍ତେଜନା ନିମନ୍ତେ ଜଣଙ୍କର ନିଜ ଯୌନାଙ୍ଗର ଏକ ପ୍ରକାର ଯୌନ ଉଦ୍ଦୀପନାକୁ ଓ ଯୌନ ଉଦ୍ଦୀପନାର ଶିଖର ଅବସ୍ଥା ଯାଏ କରାଯାଉଥିବା କାର୍ଯ୍ୟକଳାପକୁ ବୁଝାଇଥାଏ । ଏହି ଉଦ୍ଦୀପନା ସାଧାରଣତଃ ହାତ, ଆଙ୍ଗୁଳି, ନିତିଦିନିଆ ବ୍ୟବହାରରେ ଲାଗୁଥିବା ବସ୍ତୁ, ଭାଇବ୍ରେଟର ଆଦି ଯୌନ ଖେଳନା ବା ଏସବୁର ସାମଗ୍ରୀକ ବ୍ୟବହାରଦ୍ୱାରା ମିଳିଥାଏ ।ପ୍ରାୟ ପ୍ରତ୍ୟେକ ପୁରୁଷ ଓ ତିନି ଚତୁର୍ଥାଂଶ ସ୍ତ୍ରୀ ନିଜ ଜୀବନରେ କେବେ ନା କେବେ ହସ୍ତମୈଥୁନ କରିଥାନ୍ତି । ପୁରୁଷଟିଏ ସ୍ତ୍ରୀଠାରୁ କମ୍ ବୟସରେ ଏଭଳି କରିବା ଶିଖିଥାଏ । ସ୍ତ୍ରୀଠାରୁ ପୁରୁଷମାନେ ଏଭଳି ବ୍ୟବହାର ଅଧିକ କରିଥାନ୍ତି ।
ସୂର୍ଯ୍ୟ କିମ୍ବା କୌଣସି ଅନ୍ୟ ତାରାମାନଙ୍କ ଚାରିପଟେ ପରିକ୍ରମା କରୁଥିବା ଖଗୋଳ ପିଣ୍ଡକୁ ଗ୍ରହ କୁହାଯାଏ । ଅନ୍ତରାଷ୍ଟ୍ରୀୟ ଖଗୋଲୀୟ ସଂଘ ଅନୁସାରେ ଆମ ସୌର ମଣ୍ଡଳରେ ଆଠୋଟି ଗ୍ରହ ରହିଛି : ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହସ୍ପତି, ଶନି, ୟୁରାନସ, ନେପଚୁନ । ଏହାର ଅତିରିକ୍ତ ତିନୋଟି ବାମନ ଗ୍ରହ ରହିଛି : ସୀରୀସ, ପ୍ଲୁଟୋ, ଏରୀସ । ପ୍ରାଚୀନ ଖଗୋଲୀୟ ଶାସ୍ତ୍ରୀମାନେ ତାରା ଏବଂ ଗ୍ରହ ମାନଙ୍କ ମଧ୍ୟରେ ଅନ୍ତର ଏହି ପ୍ରକାର କରିଥିଲେ : ରାତିରେ ଆକାଶରେ ଚମକୁଥିବା ଅଧିକତର ପିଣ୍ଡ ସର୍ବଦା ପୂର୍ବ ପାର୍ଶ୍ୱରୁ ଉଦୟ ହୋଇ ପଶ୍ଚିମ ପଟେ ଅସ୍ତ ହୋଇଥାନ୍ତି । ଏହି ପିଣ୍ଡମାନଙ୍କ ନିଜ ନିଜ ମଧ୍ୟରେ କୌଣସି ପରିବର୍ତ୍ତନ ହୁଏନାହିଁ । ଏହି ପିଣ୍ଡମାନଙ୍କୁ ତାରା କୁହାଯାଏ । କିନ୍ତୁ ଏପରି କିଛି ପିଣ୍ଡ ଅଛନ୍ତି ଯାହା ଅନ୍ୟ ପିଣ୍ଡ ମାନଙ୍କ ସାପେକ୍ଷରେ କେବେକେବେ ଆଗକୁ ଯାଆନ୍ତି ଏବଂ କେବେ କେବେ ପଛକୁ ଯାଆନ୍ତି - ଏହାର ଅର୍ଥ ଏମାନେ କେବଳ ଘୁରିଥାନ୍ତି । Planet ଏକ ଲାଟିନ୍ ଶଦ୍ଦ ଅଟେ, ଯାହାର ଅର୍ଥ ଏପଟ ସେପଟ ହୋଇ ବୁଲିବା । ଏଥିପାଇଁ ଏହି ପିଣ୍ଡର ନାମ Planet (ଗ୍ରହ) ଅଟେ । ଶନି ଗ୍ରହର ପରବର୍ତ୍ତୀ ଗ୍ରହକୁ ବିନା ଦୂରବିକ୍ଷଣ ଯନ୍ତ୍ର ସାହାଯ୍ୟରେ ଦେଖାଯାଇ ପାରିବ ନାହିଁ । ଏଥିପାଇଁ ପ୍ରାଚୀନ ବୈଜ୍ଞାନିକ ମାନଙ୍କୁ କେବଳ ୫ଟି ଗ୍ରହ ବାବଦରେ ଜ୍ଞାତ ଥିଲା ଏବଂ ପୃଥିବୀକୁ ସେ ସମୟରେ ଗ୍ରହ ବୋଲି ମାନି ନ'ଥାନ୍ତି ।"ଜ୍ୟୋତିଷ" ଶାସ୍ତ୍ର ଅନୁସାରେ ଗ୍ରହର ପରିଭାଷା ଅଲଗା ଅଟେ । ଭାରତୀୟ ଜ୍ୟୋତିଷ ଏବଂ ପୌରାଣିକ କଥାରେ ୯ଟି ଗ୍ରହକୁ ଗଣାଯାଏ : ସୂର୍ଯ୍ୟ, ଚନ୍ଦ୍ର, ବୁଧ, ଶୁକ୍ର, ମଙ୍ଗଳ, ଗୁରୁ, ଶନି, ରାହୁ ଏବଂ କେତୁ । ଗ୍ରହ ଦୁଇ ପ୍ରକାରର ହୋଇଥାଏ ଯଥା: ଆନ୍ତରିକ ଗ୍ରହ ଓ ବାହ୍ୟ ଗ୍ରହ । ଆନ୍ତରିକ ଗ୍ରହରେ - ବୁଧ,ଶୁକ୍ର, ପୃଥିବୀ, ମଙ୍ଗଳ ଏବଂ ବାହ୍ୟ ଗ୍ରହରେ - ବୃହଷ୍ପତି, ଶନି, ଅରୂଣ, ବରୂଣ ଅଟେ । ୮ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହସ୍ପତି, ଶନି, ୟୁରେନସ୍ ଓ ନେପଚୁନ୍ ସୂର୍ଯ୍ୟକୁ ଅଣ୍ଡାକାର ପଥରେ ପରିକ୍ରମା କରନ୍ତି। ସୂର୍ଯ୍ୟଙ୍କ ନିକଟତମ ୪ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ ଓ ମଙ୍ଗଳ ମୁଖ୍ୟତଃ କଠିନ ହୋଇଥିବା ସ୍ଥଳେ ଦୂରବର୍ତ୍ତୀ ୪ଟି ଗ୍ରହ ଯଥା ବୃହସ୍ପତି, ଶନି, ଦାନବ ଗାସୀୟ ପିଣ୍ଡ ଏବଂ ୟୁରେନସ୍ ଓ ନେପଚୁନ୍ ବରଫ ଗ୍ରହ ଭାବରେ ପରିଚିତ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ – ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା ଏକ ଜନପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ ଓ ଏହା ଦକ୍ଷିଣ ଏସିଆରେ ପାଳନ କରାଯାଏ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ, ବଦଳରେ ଭାଇ, ତା'ର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ ।ଏହି ପର୍ବ ଶ୍ରାବଣ ମାସର ପୂର୍ଣ୍ଣମୀ ଦିନ ପାଳନ କରାଯାଇଥାଏ । ତେବେ ଅନ୍ୟ ରାଜ୍ୟମାନଙ୍କରେ ଏହି ଶ୍ରାବଣ ପୂର୍ଣ୍ଣିମାର ପର୍ବ ଭିନ୍ନ ରୀତିରେ ପାଳିତ ହେଇଆସୁଛି । ଗୁଜରାଟ, ମହାରାଷ୍ଟ୍ର, ଗୋଆ, କର୍ଣ୍ଣାଟକ ଆଦି ସ୍ଥାନରେ ଶ୍ରାବଣ ପୂର୍ଣ୍ଣିମା ନାରିକେଳ ପୂର୍ଣ୍ଣିମା ଭାବେ ପାଳିତ ହେଇଥାଏ । ଏହି ଦିନ ସମୂଦ୍ର ଦେବତା ବରୁଣଙ୍କୁ ନାରିକେଳ ବା ନଡ଼ିଆ ପ୍ରଦାନ କରାଯାଏ । ଉପକୂଳବର୍ତ୍ତୀ ଅଞ୍ଚଳ, ବିଶେଷ କରି ଯେଉଁମାନେ ନିଜର ଗୁଜରାଣ ମେଣ୍ଟାଇବା ପାଇଁ ସମୁଦ୍ର ଉପରେ ନିର୍ଭର କରିଥାନ୍ତି ସେମାଙ୍କ ପାଇଁ ଏହି ପର୍ବ ଯଥେଷ୍ଟ ମହତ୍ତ୍ୱ ରଖେ । ଗୁଜରାଟରେ ଏହି ଦିନ ପବିତ୍ରୋପନ ମଧ୍ୟ ପାଳିତ ହୋଇଥାଏ । ଶ୍ରାବଣର ପ୍ରତି ସୋମବାର ଶିବ ମନ୍ଦିରରେ ଜଳଲାଗି ସହ ପୂର୍ଣ୍ଣମୀରେ ଏହି ପର୍ବ ବହୁତ ଆଡ଼ମ୍ବର ସହିତ ପାଳିତ ହେଇଥାଏ । ଉତ୍ତର ଭାରତରେ ଏହି ପର୍ବ କାଜରି ପୂର୍ଣ୍ଣିମା ଭାବେ ଜଣାଶୁଣା । ଭଲ ଫସଲ ଉତ୍ପାଦନ ପାଇଁ ଏହି ଦିନ ଦେବୀଙ୍କୁ ପୂଜା କରାଯାଇଥାଏ । ତେବେ ଏହା ସବୁ ସ୍ଥାନରେ ନୁହେଁ, ସ୍ଥାନୀୟ ଭାବେ ପାଳିତ ହୋଇଥାଏ । ଉତ୍ତର ପ୍ରଦେଶ, ମଧ୍ୟ ପ୍ରଦେଶ ଓ ଛତିଶଗଡ଼ର କେତେକ ସ୍ଥାନରେ ଏହା ପାଳିତ ହେଇଥାଏ । ତେବେ ଦକ୍ଷିଣ ଭାରତରେ ଏହି ତିଥିକୁ ଅବନୀ ଅୱିଟ୍ଟମ୍ ପାଳନ କରାଯାଇଥାଏ । ଏହାକୁ ଓଡ଼ିଶାର ବ୍ରାହ୍ମଣଶାସନରେ ଶ୍ରାବଣୀ ବେଦଉପାକର୍ମ ମଧ୍ୟ କୁହାଯାଏ । ବ୍ରାହ୍ମଣମାନେ ଏହିଦିନ ପବିତ୍ର ବୁଡ଼ ପକାଇ ଶ୍ଲୋକ ଉଚ୍ଚାରଣ ସହ ଯଜ୍ଞୋପବୀତ ଧାରଣ କରିଥାନ୍ତି ।[୧] ବ୍ରାହ୍ମଣଙ୍କଦ୍ୱାରା କରାଯାଉଥିବା ଉତ୍ସବକୁ ବ୍ରହ୍ମୟଜ୍ଞ ମଧ୍ୟ କୁହାଯାଏ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ରାମଚନ୍ଦ୍ର ମିଶ୍ର , ଜଣେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ନାଟ୍ୟକାର ଥିଲେ । ସେ ୪୦ଟିରୁ ଅଧିକ ନାଟକ ରଚନା କରିଛନ୍ତି । ମଧ୍ୟବିତ୍ତ ପରିବାରର ସୁଖଦୁଃଖର କାହାଣୀ ତାଙ୍କ ନାଟକରେ ବିଶେଷ ସ୍ଥାନ ପାଇଥିଲା । ରାମଚନ୍ଦ୍ର ମିଶ୍ର ୧୯୨୦ ମସିହା ଅକ୍ଟୋବର ୧୨ ତାରିଖ ଦିନ ପୂର୍ବତନ ଦଶପଲ୍ଲା ଗଡ଼ଜାତ ରାଜ୍ୟରେ ଜନ୍ମ ଗ୍ରହଣ କରିଥିଲେ । କଟକ ମିଶନ୍ ସ୍କୁଲ୍ରୁ ମାଟ୍ରିକ୍ ପାଶ୍ କଲାପରେ, ସେ ରେଭେନ୍ସା ମହାବିଦ୍ୟାଳୟରୁ ବି.ଏ, ଓ ଆଇନ୍ କଲେଜରୁ ବି.
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ସ୍ୱାସ୍ଥ୍ୟ ଶବ୍ଦଟି ଜୀବନ୍ତ ପ୍ରାଣୀର କାର୍ଯ୍ୟ କ୍ଷମତା ବା ମେଟାବୋଲିକ ଦକ୍ଷତାର ସ୍ତରକୁ ଦର୍ଶାଏ । ମାନବ କ୍ଷେତ୍ରରେ ଏହା ବ୍ୟକ୍ତି ବା ଗୋଷ୍ଠୀର ଶାରୀରିକ, ମାନସିକ ଓ ସାମାଜିକ ଆହ୍ୱାନ ବା ଚାଲେଞ୍ଜକୁ ସମ୍ମୁଖୀନ ହେବାର ଦକ୍ଷତାକୁ ବୁଝାଏ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର (WHO) ୧୯୪୮ ମସିହା କନସ୍ଟିଚ୍ୟୁସନରେ ଗୃହିତ ସଂଜ୍ଞା ଅନୁସାରେ ଏହା ଏକ ସମ୍ପୁର୍ଣ୍ଣ ଶାରୀରିକ, ମାନସିକ ଓ ସାମାଜିକ ଭଲ-ଅବସ୍ଥା ଓ କେବଳ ରୋଗ ତଥା ଅକ୍ଷମତାର ଅଭାବ ନୁହେଁ । ଏହି ସଂଜ୍ଞା ଗ୍ରହଣ କରିବାରେ ମଧ୍ୟ ମତଭେଦ ରହିଛି ବିଶେଷତଃ ଏହାର କାର୍ଯ୍ୟକାରୀ ମୂଲ୍ୟ ଓ "ସମ୍ପୁର୍ଣ୍ଣ" ଶବ୍ଦ ଉପରେ । ଅନ୍ୟ କେତେକ ସଂଜ୍ଞା ପ୍ରସ୍ତାବ ଥିବା ବେଳେ ଗୋଟିଏ ସାମ୍ପ୍ରତିକ ସଂଜ୍ଞା ସ୍ୱାସ୍ଥ୍ୟ ଓ ବ୍ୟକ୍ତିଗତ ସନ୍ତୋଷକୁ ସହମତି ମିଳିଛି । ବିଭିନ୍ନ ବର୍ଗୀକରଣ ପଦ୍ଧତି ମଧ୍ୟରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଆନ୍ତର୍ଜାତିୟ ବର୍ଗୀକରଣ ପରିବାର (WHO Family of International Classifications), ଆନ୍ତର୍ଜାତୀୟ କାର୍ଯ୍ୟକାରୀତା, ଅକ୍ଷମତା ଓ ସୁସ୍ଥତା ବର୍ଗୀକରଣ(International Classification of Functioning ବାICF), ଆନ୍ତର୍ଜାତୀୟ ରୋଗ ବର୍ଗୀକରଣ (International Classification of Diseases ବା ICD) ସଂସ୍ଥାମାନଙ୍କଦ୍ୱାରା ସାଧାରଣତଃ ସ୍ୱାସ୍ଥ୍ୟର ମାପକାଠି ଓ ସଂଜ୍ଞା ନିରୁପଣ ନିମନ୍ତେ ବ୍ୟବହାର କରାଯାଉଛି ।
ଚନ୍ଦ୍ରଯାନ-୩ (ସଂସ୍କୃତ: चन्द्रयान-3) ହେଉଛି ଭାରତୀୟ ମହାକାଶ ଗବେଷଣା ସଂଗଠନ, ଇସ୍ରୋଦ୍ୱାରା ତୃତୀୟ ଚନ୍ଦ୍ର ଅନୁସନ୍ଧାନ ଅଭିଯାନ । ଏଥିରେ ଚନ୍ଦ୍ରଯାନ-୨ ଭଳି ଲ୍ୟାଣ୍ଡର ଓ ରୋଭର ରହିଥିଲେ ହେଁ ଏଥିରେ ପରିକ୍ରମଣକାରୀ (ଅର୍ବିଟର) ନାହିଁ । ଏହାର ପ୍ରୋପଲ୍ସନ୍ ମଡ୍ୟୁଲ୍ ଏକ ଯୋଗାଯୋଗ ରିଲେ ସାଟେଲାଇଟ୍ ଭଳି ଆଚରଣ କରେ । ମହାକାଶଯାନ ୧୦୦ କିଲୋମିଟର ଚନ୍ଦ୍ର କକ୍ଷପଥରେ ରହିବା ପର୍ଯ୍ୟନ୍ତ ପ୍ରୋପଲସନ ମଡ୍ୟୁଲ ଲ୍ୟାଣ୍ଡର ଏବଂ ରୋଭର ବହନ କରିଥାଏ ।ଚନ୍ଦ୍ରଯାନ-୨ ପରେ ସଫ୍ଟ ଲ୍ୟାଣ୍ଡିଂ ଗାଇଡେନ୍ସ ସଫ୍ଟୱେୟାରରେ ଶେଷ ମୁହୂର୍ତ୍ତରେ ସଫ୍ଟ ଲ୍ୟାଣ୍ଡିଂ ଗାଇଡେନ୍ସ ସଫ୍ଟୱେୟାରରେ ତ୍ରୁଟି ଯୋଗୁଁ ସଫଳ କକ୍ଷପଥ ପ୍ରବେଶ ପରେ ଲ୍ୟାଣ୍ଡରର ସଫ୍ଟ ଲ୍ୟାଣ୍ଡିଂ ପ୍ରୟାସ ବିଫଳ ହେବା ପରେ ଆଉ ଏକ ଚନ୍ଦ୍ର ଅଭିଯାନ ପ୍ରସ୍ତାବ ଦିଆଯାଇଥିଲା। ଏହି ଅଭିଯାନକ୍ରମେ ୨୦୨୪ ମସିହାରେ ଜହ୍ନର ଦକ୍ଷିଣ ମେରୁରେ ରୋଭର (ଚନ୍ଦ୍ର ଉପରେ ବୁଲାବୁଲି କରି ତାହାର ମାଟିର ନମୁନା ସଂଗ୍ରହ କରିବା) ଏବଂ ଏକ ଲ୍ୟାଣ୍ଡର (ଚନ୍ଦ୍ର ଉପରେ ଓଲ୍ହାଇବା) ପଠାଯାଇ ନିରୀକ୍ଷଣ କରାଯିବ ।ଏହି ଅଭିଯାନଟି ନୂତନ ଭୂମି ଅନୁଧ୍ୟାନ ସହିତ ଜଡ଼ିତ କଳାକୌଶଳ ଯଥା ଯାନ ପରିବହନ ଏବଂ କିଛି ଶହ କିଲୋଗ୍ରାମ ଓଜନର ଆସବାବପତ୍ର ସହିତ ମେରୁ ସ୍ଥାନରେ କିପରି ଦୀର୍ଘସ୍ଥାୟୀ ରାତ୍ରଯାପନ ହୋଇପାରିବ ତାହା ଉପରେ ଅଧିକ ଅନୁଧ୍ୟାନ କରିବ । ସମ୍ଭାବିତ ପାଣିର ଖୋଜା, ନମୁନା ସଂଗ୍ରହ ଏବଂ ତଦନ୍ତ ମୁଖ୍ୟତଃ ଏହି ଅଭିଯାନର ଲକ୍ଷ୍ୟ ହୋଇପାରେ । ଅନ୍ୟାନ୍ୟ ଅନ୍ତରୀକ୍ଷ ସଂସ୍ଥାଗୁଡ଼ିକରୁ ପେଲୋଡ ବା ଆସବାବପତ୍ର ନେବାକୁ ପ୍ରସ୍ତାବ ଦିଆଯିବ ।୧୪ ଜୁଲାଇ ୨୦୨୩ ତାରିଖରେ ଚନ୍ଦ୍ରଯାନ-୩କୁ ସଫଳତାର ସହିତ ଏଲଭିଏମ୩ ଏମ୪ ରକେଟଦ୍ୱାରା କକ୍ଷପଥରେ ସ୍ଥାପନ କରାଯାଇଥିଲା । ଲ୍ୟାଣ୍ଡର ଓ ରୋଭର ୨୩ ଅଗଷ୍ଟ ୨୦୨୩ରେ ଚନ୍ଦ୍ରର ଦକ୍ଷିଣ ମେରୁ ଅଞ୍ଚଳ ନିକଟରେ ଅବତରଣ କରିଥିଲେ। ୨୩ ଅଗଷ୍ଟ ୨୦୨୩, ଭାରତୀୟ ସମୟ ଅନୁଯାୟୀ ଅପରାହ୍ନ ପ୍ରାୟ ୫ଟା ୪୫ ମିନିଟ୍ ରେ ଏହି ଅବତରଣ ଘଟିଥିଲା ଏବଂ ସେହି ଦିନ ସନ୍ଧ୍ୟା ପ୍ରାୟ ୬.୦୨ ମିନିଟ୍ ରେ ଚନ୍ଦ୍ରପୃଷ୍ଠକୁ ସ୍ପର୍ଶ କରିଥିଲା, ଯାହା ଚନ୍ଦ୍ରର ଦକ୍ଷିଣ ମେରୁ ଅଞ୍ଚଳରେ ସଫଳତାର ସହ ମହାକାଶଯାନ ଅବତରଣ କରିବାରେ ପ୍ରଥମ ଦେଶ ଏବଂ ଚନ୍ଦ୍ରରେ ଧୀର ଅବତରଣ (soft landing) କରିଥିବା ଚତୁର୍ଥ ଦେଶ ଥିଲା।
ଓଡ଼ିଶାରେ ଥିବା ବିମାନ ବନ୍ଦରର ତାଲିକା
ଏହି ତାଲିକାରେ ଓଡ଼ିଶାରେ ଥିବା ବାଣିଜ୍ୟିକ, ଏୟାରଫିଲ୍ଡ, ପୂର୍ବତନ ଏୟାରଫିଲ୍ଡ, ସାମରିକ ବିମାନ ବନ୍ଦର ଏବଂ ଫ୍ଲାଇଙ୍ଗ୍ ସ୍କୁଲ ଆଦି ପାଇଁ ବ୍ୟବହୃତ ବିମାନ ବନ୍ଦରଗୁଡ଼ିକ ନାମ ଅନ୍ତର୍ଭୁକ୍ତ । ଏହି ତାଲିକାରେ ନିମ୍ନଲିଖିତ ସୂଚନା ଅଛି:
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ । ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ସେଥିରୁ ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦, ଅନ୍ୟମତ ୧୭୫୭ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ରୀତିଯୁଗୀୟ ଓଡ଼ିଆ କବି ଓ ଓଡ଼ିଶୀ ସଙ୍ଗୀତକାର ଅଟନ୍ତି। ତରୁଣ ବୟସରେ ସେ ବାଘ ଗୀତ, ଚଢ଼ାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି।
ଶାୟରୀ ଶାୟରୀ ୨୦୨୩ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ରାଜେନ୍ଦ୍ର ପ୍ରସାଦ ପାତ୍ର । ପ୍ରମୋଦ କୁମାରୀ ପାତ୍ର ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ନିର୍ଦ୍ଦେଶକ ରଣଜିତ ମହାନ୍ତି ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ଓ ସଂଳାପ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତକାର ବୈଦ୍ୟନାଥ ଦାଶ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।
ସନ୍ଥକବି ଭୀମ ଭୋଇ ଭୀମ ଭୋଇ (୧୮୫୦-୧୮୯୫ ) ରେଢ଼ାଖୋଲର ମଧୁପୁର ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ ।ଭୀମ ଭୋଇ ଜଣେ ଓଡ଼ିଆ କବି ଓ ମହିମା ଧର୍ମର ପ୍ରଚାରକ ଥିଲେ । ତାଙ୍କର ରଚନା ଗୁଡ଼ିକରେ ମାନବ ଧର୍ମ, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରାଯାଇଅଛି । ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତାବଳୀ ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" କବିତା ଅନ୍ୟତମ । ତାଙ୍କ ସମସାମୟିକମାନଙ୍କ କବିତାସବୁ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବିଷୟରେ ହୋଇଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଓ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ପ୍ରଚଳନ ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନ ନିମନ୍ତେ ସେ ଶହଶହ ଛାନ୍ଦ, ଚଉପଦୀ ଓ ଚଉତିଶା ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ବହିଗୁଡ଼ିକ ମଧ୍ୟରେ "ସ୍ତୁତିଚିନ୍ତାମଣି", "ହଲିଆ ଗୀତ", "ଡାଲଖାଈ", "ରସରକେଲି", "ଜାଇଫୁଲ", "ବ୍ରହ୍ମ ନିରୂପଣ ଗୀତା", "ଆଦିଅନ୍ତ ଗୀତା", "ଅଷ୍ଟକ ବିହାରୀ ଗୀତା", "ନିର୍ବେଦ ସାଧନା", "ଶ୍ରୁତିନିଷେଧ ଗୀତା", "ମନୁସଭାମଣ୍ଡଳ", "ଗୃହଧର୍ମ" ଓ "ମହିମାବିନୋଦ" । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ସୁରକ୍ଷିତ । ତାଙ୍କ ରଚିତ ବହିଗୁଡ଼ିକ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ଶାନ୍ତନୁ ଆଚାର୍ଯ୍ୟ (ଜନ୍ମ: ୧୫ ମଇ ୧୯୩୩) ଜଣେ ଓଡ଼ିଆ ଗାଳ୍ପିକ, ଔପନ୍ୟାସିକ ଓ ଶିଶୁ ସାହିତ୍ୟିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ । ଶାନ୍ତନୁ ପ୍ରଥମେ ସମ୍ବଲପୁରର ଓରିଏଣ୍ଟ କାଗଜ କଳରେ କେମିଷ୍ଟ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହେବା ପରେ ୧୯୫୮ ମସିହା ଜାନୁଆରୀ ୩ତାରିଖରେ ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ, ପାରଳାଖେମୁଣ୍ଡିର ରସାୟନ ବିଭାଗରେ ଅଧ୍ୟାପକ ଭାବେ ଯୋଗ ଦେଇଥିଲେ । ତା'ଙ୍କ ସହ ସେହି ଦିନ ମହାପାତ୍ର ନୀଳମଣି ସାହୁ ମଧ୍ୟ ଓଡ଼ିଆ ବିଭାଗର ଅଧ୍ୟାପକ ଭାବେ ସେହି ମହାବିଦ୍ୟାଳୟରେ କାର୍ଯ୍ୟାରମ୍ଭ କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଜୟନ୍ତ ମହାପାତ୍ର (୨୨ ଅକ୍ଟୋବର ୧୯୨୮ – ୨୭ ଅଗଷ୍ଟ ୨୦୨୩) ଓଡ଼ିଶାରେ ଜନ୍ମିତ ଜଣେ କବି ଥିଲେ । ସେ ଉଭୟ ଓଡ଼ିଆ ଏବଂ ଇଂରାଜୀରେ କବିତା ଲେଖୁଥିଲେ । ଇଂରାଜୀ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇବାରେ ସେ ହେଉଛନ୍ତି ପ୍ରଥମ ଭାରତୀୟ କବି । ଆଧୁନିକ ଭାରତୀୟ ଇଂରାଜୀ ସାହିତ୍ୟରେ କ୍ଲାସିକ ଭାବରେ ବିବେଚନା କରାଯାଉଥିବା ଇଣ୍ଡିଆନ ସମର ଏବଂ ହଙ୍ଗର ଆଦି କବିତାର ସେ କବି । ୨୦୦୯ ମସିହାରେ ତାଙ୍କୁ ଭାରତର ଚତୁର୍ଥ ସର୍ବୋଚ୍ଚ ବେସାମରିକ ସମ୍ମାନ ପଦ୍ମଶ୍ରୀରେ ସମ୍ମାନିତ କରାଯାଇଥିଲା । ଭାରତରେ ବଢୁଥିବା ଅସହିଷ୍ଣୁତା ବିରୋଧରେ ପ୍ରତିବାଦ କରିବା ପାଇଁ ସେ ୨୦୧୫ ରେ ଏହି ପୁରସ୍କାର ଫେରାଇ ଦେଇଥିଲେ । ତାଙ୍କର ମୋଟ ୨୭ଟି ଇଂରାଜୀ ଓ ୯ଟି ଓଡ଼ିଆ କବିତା ସଙ୍କଳନ ସହ ଏକ ଗପ ବହି ଏବଂ ଆତ୍ମଜୀବନୀ ପାହିନି ରାତି ପ୍ରକାଶିତ ହୋଇଛି ।
ଗୋପାଳ ଛୋଟରାୟ (୨୦ ଅପ୍ରେଲ ୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ସମ୍ମାନିତ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।
ବିଶ୍ୱଜିତ ଦାସ (୧୯୩୬-୨୦୦୪) ଜଣେ ଖ୍ୟାତନାମା ଓଡ଼ିଆ ନାଟ୍ୟକାର ଥିଲେ । ସେ ପ୍ରିୟତମା ଓ ନିଝୁମ ରାତିର ସାଥୀ କଥାଚିତ୍ରର ନିର୍ଦ୍ଦେଶନା ଦେବା ସହ ଗୌରୀ, ନାଗଫାସ, ଅହଲ୍ୟା, କାବେରୀ ଓ ତୁଣ୍ଡବାଇଦ ଆଦି କଥାଚିତ୍ରର ସଂଳାପ ରଚନା କରିଥିଲେ । ଏଥି ସହିତ ସେ କେତୋଟି ବିଦେଶୀ ଭାଷାର ନାଟକକୁ ଓଡ଼ିଆରେ ଅନୁବାଦ ମଧ୍ୟ କରିଥିଲେ । ୧୯୬୪ ମସିହାରେ 'ସଂକେତ' ନାମକ ଏକ ନାଟ୍ୟ ଅନୁଷ୍ଠାନ ଗଠନ କରିଥିଲେ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି।
ଶୁଭ୍ରାଂଶୁ ନାୟକ ଜଣେ ଓଡ଼ିଆ ଅଭିନେତା, ଯିଏକି ମୁଖ୍ୟତଃ ଓଡ଼ିଆ ଦୂରଦର୍ଶନ ଧାରାବାହିକ ଓ କଥାଚିତ୍ର ଆଦିରେ ଅଭିନୟ କରନ୍ତି । ୧୯୯୯ ମସିହାରେ ସେ ଡିଡି ଓଡ଼ିଆର ଧାରାବାହିକ ସଂସ୍କାର ଜରିଆରେ ଅଭିନୟ କରିବା ଆରମ୍ଭ କରିଥିଲେ । ଏହାପରେ ସେ ୨୦୦୧ ମସିହାର ଧାରାବାହିକ ଦୁହିତାରେ ପ୍ରଥମ ଥର ପାଇଁ ନାୟକ ଭାବରେ କାମ କରିଥିଲେ । ପରବର୍ତ୍ତୀ ସମୟରେ ସେ କାହାର ହେବି ମୁଁ କଣ୍ଢେଇ, ମହାଯଜ୍ଞ, ଦୁହିତା, କହିଲେ ତୋ କୂଳ କୁଟୁମ୍ବକୁ ଲାଜ, ସଂସ୍କାର ବଡ଼ ଘର ବଡ଼ ଗୁମର କଥା, ଅବୁଝା ଏ ମନ, ବେବି, ଜୀବନ ସାଥୀ ଆଦି ଧାରାବାହିକରେ ନାୟକ, ଖଳନାୟକ ଓ ସହ-ଅଭିନେତା ଭାବରେ କାମ କରିଛନ୍ତି । ଧାରାବାହିକ ବ୍ୟତୀତ ସେ ଓଡ଼ିଆ କଥାଚିତ୍ର ଜଗତରେ ବିଭିନ୍ନ ଭୂମିକାରେ ଅଭିନୟ କରିଛନ୍ତି । ଚୁପ୍ କିଏ ଆସୁଛି, ଲଭ୍ ଷ୍ଟେସନ୍, ମୁଁ କ'ଣ ଏତେ ଖରାପ, ସୁନ୍ଦରଗଡ଼ର ସଲମାନ୍ ଖାନ୍, ସିଷ୍ଟର ଶ୍ରୀଦେବୀ, ଗୁଣ୍ଡା, ବିଜୁ ବାବୁ ଆଦି ଓଡ଼ିଆ କଥାଚିତ୍ରରେ ଅଭିନୟ କରିଛନ୍ତି ।
ଜଗତର ନାଥ ଶ୍ରୀ ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରା ଓ ସୁଦର୍ଶନଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ନୂଆଖାଇ (ନୂଆଁଖାଇ ବା ନବାନ୍ନ ଭାବେ ମଧ୍ୟ ଜଣା) ଓଡ଼ିଶାର ପଶ୍ଚିମାଞ୍ଚଳର ଏକ ପାରମ୍ପରିକ ପର୍ବ । ନୂଆଖାଇ ଧାନ ଅମଳର ଖୁସିର ପାଳନ କରିବା ନିମନ୍ତେ କରାଯାଇଥାଏ । ପାଞ୍ଜି ଅନୁସାରେ ଏହା ଭାଦ୍ରବ ମାସର ଶୁକ୍ଳ ପଞ୍ଚମୀ ତିଥିରେ (ଗଣେଶ ଚତୁର୍ଥୀର ପରଦିନ) ପାଳିତ ହୋଇଥାଏ । ଏହି ଦିନ ପ୍ରତି ଗ୍ରାମର ପରିବାରମାନେ ନିଜ ନିଜ ଘରେ ଅକାଣ୍ଡିଆ ଚାଉଳର କ୍ଷୀରି ରାନ୍ଧିବା ସହ ଯୁଗ୍ମ ପରିବାରରେ ତଥା ସମଗ୍ର ଗ୍ରାମରେ ସାମୁହିକ ଭାବେ ମଧ୍ୟ ରାନ୍ଧିଥାନ୍ତି । ଏହି କ୍ଷୀରି "ନବାନ୍ନ" ବା "ନବାର୍ଣ୍ଣ" ନାମରେ ଜଣା । ଗ୍ରାମର ଦେହୁରୀ ସେହି ନବାନ୍ନକୁ ପୂର୍ବଜମାନଙ୍କୁ ଅର୍ପଣ କରିଥାନ୍ତି ଆଉ ଭୋଗ ରୂପେ ସମସ୍ତଙ୍କୁ ବାଣ୍ଟିଥାନ୍ତି । ନୂଆଖାଇ ପାଳନ ପରଦିନ "ନୂଆଖାଇ ବାସି" ପାଳନ ହୁଏ ଓ ଏହିଦିନ ବଳକା ନୂଆନ୍ନ, କ୍ଷୀରି-ପିଠା ଖିଆହେବା ସହ ମାଂସ ରନ୍ଧାଯାଇଥାଏ । ବାସି ପରଦିନ "ତିଆସି" ପାଳନ ହୁଏ ଓ ଏହିଦିନ ଗ୍ରାମବାସୀମାନେ ମାଂସ ସମେତ ବିଭିନ୍ନ ଖାଦ୍ୟ ଓ ମଦ ଖିଆପିଆ ଓ ପାରମ୍ପାରିକ ଖେଳ (ଯଥା ଡୁଡୁ, ଖୋଖୋ, ବାଡ଼ି-ଖିଚା, କୁସ୍ତି) ଖେଳି ସମୟ ଅତିବାହିତ କରିଥାନ୍ତି ।
ଦ୍ରୌପଦୀ ମୁର୍ମୁ (ଜନ୍ମ: ୨୦ ଜୁନ ୧୯୫୮) ଜଣେ ଭାରତୀୟ ରାଜନୀତିଜ୍ଞା ଓ ଭାରତର ୧୫ତମ ତଥା ବର୍ତ୍ତମାନର ରାଷ୍ଟ୍ରପତି । ଭାରତର ରାଷ୍ଟ୍ରପତି ହେବାରେ ସେ ପ୍ରଥମ ଆଦିବାସୀ । ସେ ଭାରତୀୟ ଜନତା ପାର୍ଟିର ଦଳୀୟ ପ୍ରାର୍ଥୀ ଭାବେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରୁ ଦୁଇଥର (୨୦୦୦ ଏବଂ ୨୦୦୪ରେ) ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ଝାଡ଼ଖଣ୍ଡର ରାଜ୍ୟପାଳ (୨୦୧୫-୨୦୨୧) ଭାବରେ କାର୍ଯ୍ୟ କରିଥିଲେ । ବିଜୁ ଜନତା ଦଳ ଏବଂ ଭାରତୀୟ ଜନତା ପାର୍ଟିର ସଂଯୁକ୍ତ ଶାସନ ବେଳେ ସେ ବାଣିଜ୍ୟ ଏବଂ ଗମନାଗମନ ବିଭାଗର ସ୍ୱାଧୀନ ମନ୍ତ୍ରୀ ଭାବେ ୨୦୦୦ ମାର୍ଚ୍ଚ ୬ରୁ ୨୦୦୨ ଅଗଷ୍ଟ ୬ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ ଏବଂ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗରେ ମନ୍ତ୍ରୀ ଭାବେ ୨୦୦୨ ଅଗଷ୍ଟ ୬ରୁ ୨୦୦୪ ମଇ ୧୬ ପର୍ଯ୍ୟନ୍ତ କାର୍ଯ୍ୟକରିଥିଲେ ।
ଡେଙ୍ଗୁ ଜ୍ୱର ଏକ ମଶା ବାହିତ (mosquito-borne ଗ୍ରୀଷ୍ମ ମଣ୍ଡଳୀୟ ରୋଗ (tropical disease) ଯାହା ଡେଙ୍ଗୁ ଭୁତାଣୁଦ୍ୱାରା (dengue virus) ହୁଏ । ଦେହରେ ସଂକ୍ରମଣ ପ୍ରବେଶ ପରେ ୩ରୁ ୧୪ ଦିନ ମଧ୍ୟରେ ଏହାର ଲକ୍ଷଣ ବାହାରେ । ଏହି ରୋଗରେ ଅଧିକ ଜ୍ୱର, ମୁଣ୍ଡ ବିନ୍ଧା, ବାନ୍ତି, ମାଂସପେଶୀ ଯନ୍ତ୍ରଣା (muscle|), ଗଣ୍ଠି ଯନ୍ତ୍ରଣା (joint pains) ଓ ଏକ ନିର୍ଦ୍ଦିଷ୍ଟ ପ୍ରକାରର ଚର୍ମ ରାସ୍ (skin rash) ହୁଏ । ଏହା ୨/୩ ଦିନ ମଧ୍ୟରେ ଉପଶମ ହୋଇଯାଏ । ଅଳ୍ପ ଅନୁପାତରେ ଏହି ରୋଗ ସାଂଘାତିକ ହୋଇ ଡେଙ୍ଗୁ ରକ୍ତସ୍ରାବୀ ଜ୍ୱରରେ ପରିବର୍ତ୍ତିତ ହୋଇ ରକ୍ତସ୍ରାବ (bleeding), ସ୍ୱଳ୍ପ ପ୍ଲାଟେଲେଟ ସ୍ତର (low levels of blood platelets), ରକ୍ତ ପ୍ଲାଜ୍ମା (blood plasma) ଝରଣ (leak) ଓ ଶେଷରେ ଡେଙ୍ଗୁ ସିଣ୍ଡ୍ରୋମ ହୁଏ ଯେଉଁଥିରେ ଅତ୍ୟଧିକ ନିମ୍ନ ରକ୍ତଚାପ (dangerously low blood pressure) ହୁଏ । ଡେଙ୍ଗୁ ରୋଗ ଅନେକ ପ୍ରକାରର ଏଡିସ (Aedes) ଜାତିର ମଶା (mosquito) ବିଶେଷତଃ ଏ ଇଜିପ୍ଟିଦ୍ୱାରା (A. aegypti) ମୂଖ୍ୟତଃ ସୃଷ୍ଟି ହୁଏ । ପାଞ୍ଚ ପ୍ରକାରର ଏହି ଭୁତାଣୁ ଅଛନ୍ତି; ସେଥିମଧ୍ୟରୁ ଗୋଟିଏ ପ୍ରକାରର ଭୁତାଣୁଦ୍ୱାରା ସଂକ୍ରମିତ ହେଲେ ସେହି ପ୍ରକାର ଭୁତାଣୁ ନିମନ୍ତେ ଜୀବନବ୍ୟାପୀ ଇମ୍ମ୍ୟୁନିଟି (immunity) ହୁଏ, ଅନ୍ୟ ପ୍ରକାର ଭୁତାଣୁ ନିମନ୍ତେ ସ୍ୱଳ୍ପକାଳୀନ ଇମ୍ମ୍ୟୁନିଟି ରହେ । ଅନ୍ୟ ପ୍ରକାର ଭୁତାଣୁଦ୍ୱାରା ସଂକ୍ରମିତ ହେଲେ ସାଂଘାତିକ ଜଟିଳତା ସୃଷ୍ଟି ହେବା ସମ୍ଭାବନା ଥାଏ । ରୋଗ ନିଶ୍ଚିତ କରିବା ନିମନ୍ତେ ଅନେକ ପ୍ରକାରର ପରୀକ୍ଷା ଅଛି, ସେମାନଙ୍କ ମଧ୍ୟରୁ ଭୁତାଣୁ ଆଣ୍ଟିବଡି (antibodies) ଓ ଭୁତାଣୁର ଅରଏନଏ (RNA) ଅନୁସନ୍ଧାନ କରି ପାଇଲେ ନିଶ୍ଚିତ ହୋଇଯାଏ । ଗୋଟିଏ ନୂଆ ଡେଙ୍ଗୁ ଜ୍ୱର ଟିକା (vaccine for dengue fever) ବ୍ୟବହାର ନିମନ୍ତେ ତିନୋଟି ଦେଶରେ ଅନୁମୋଦନ ଲାଭ କରିଛି । ମଶାଙ୍କର ରହିବା ସ୍ଥାନ କମେଇ ଓ କାମୁଡ଼ିବାକୁ ନ ଦେଇ ଏହି ରୋଗ ପ୍ରତିରୋଧ କରିହେବ । ସ୍ଥିର ଜଳ ନିଷ୍କାସନ କରି ଓ ଦେହକୁ ଲୁଗାରେ ଆବୃତ କରି ଏହା ସମ୍ଭବପର କରିହେବ । ମଧ୍ୟମ ଓ ସାମାନ୍ୟ ଧରଣର ରୋଗ ପାଇଁ ସାହାଯ୍ୟକାରୀ ଚିକିତ୍ସା ଓ ତରଳ ପଦାର୍ଥ ପାଟିରେ ବା ଶିରାଭ୍ୟନ୍ତରରେ (intravenously) ଦିଆଯାଏ । ସାଂଘାତିକ ରୋଗରେ ରକ୍ତ ପରିଦାନ (blood transfusion) ଦରକାର ହୁଏ । ପ୍ରତି ବର୍ଷ ପ୍ରାୟ ୫ ଲକ୍ଷ ଲୋକଙ୍କର ଆଡମିଶନ ଆବଶ୍ୟକ ହୁଏ । ନନ୍ସ୍ଟିରଏଡାଲ ଆଣ୍ଟି-ଇନଫ୍ଲାମେଟରି ଡ୍ରଗ (nonsteroidal anti-inflammatory drug) ଯୋଗୁ ଅଧିକ ରକ୍ତସ୍ରାବ ଅଧିକ ହେଉଥିବାରୁ ତା ବଦଳରେ ଆଇବୁପ୍ରୋଫେନ ଔଷଧ ବ୍ୟବହାର କରିବାକୁ ସୁପାରିସ କରାଯାଉଛି । ଦ୍ୱିତୀୟ ବିଶ୍ୱଯୁଦ୍ଧ ପରଠାରୁ ଡେଙ୍ଗୁ ଏକ ପୃଥିବୀବ୍ୟାପି ସମସ୍ୟା ହୋଇ ଠିଆ ହୋଇଛି ଓ ପ୍ରାୟ ୧୧୦ଟି ଦେଶରେ ଏହା ସ୍ଥାନୀକ ରୋଗ (endemic) ହୋଇ ରହିଛି । ପ୍ରତି ବର୍ଷ ପ୍ରାୟ ୫୦ରୁ ୫୨୮ ନିୟୁତ ଲୋକ ସଂକ୍ରମିତ ହେଉଛନ୍ତି ଓ ତାଙ୍କ ମଧ୍ୟରୁ ୧୦୦୦୦ରୁ ୨୦,୦୦୦ ଲୋକ ମରୁଛନ୍ତି । ସନ ୧୭୭୯ରୁ ଏହି ରୋଗ ବିଷୟରେ ବର୍ଣ୍ଣନା ଲିଖିତ ଅଛି । ବିଂଶ ଶତାବ୍ଦୀ ପ୍ରାରମ୍ଭରୁ ଏହି ରୋଗର କାରଣ ଓ ସଞ୍ଚାର ବିଷୟ ମଣିଷ ଜାଣିଛି । ମଶା ନିଶ୍ଚିହ୍ନ କରିବା ସହିତ ଭୁତାଣୁ ନିମନ୍ତେ ଔଷଧ ତିଆରି କାମ ଚାଲିଛି । ଏହାକୁ ଉପେକ୍ଷା କରାଯାଇଥିବା ଟ୍ରପିକାଲ ରୋଗ (neglected tropical disease) ଭାବରେ ବର୍ଗୀକରଣ କରାଯାଇଛି ।
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭାଦ୍ୱାରା ନିର୍ମିତ) । ଏହା ଲୋକଙ୍କଦ୍ୱାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣି ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ସରୋଜିନୀ ସାହୁ ଜଣେ (ଜନ୍ମ ୧୯୫୬) ଭାରତୀୟ ଓଡ଼ିଆ-ଭାଷୀ ଔପନ୍ୟାସିକା, ଗାଳ୍ପିକା, କବି, ପ୍ରାବନ୍ଧିକା । ତାଙ୍କର ସାହିତ୍ୟ କୃତି ପାଇଁ ସେ ଓଡ଼ିଶା ସାହିତ୍ୟ ଏକାଡେମି ପୁରସ୍କାରରେ ସମ୍ମାନିତା । ସେ ଜଣେ ଭାରତୀୟ ନାରୀବାଦୀ ଲେଖିକା ଭାବରେ ଜଣାଶୁଣା ଓ ଇଂରାଜୀ ଖବରକାଗଜ ଦି ନିଉ ଇଣ୍ଡିଆନ ଏକ୍ସପ୍ରେସର ନିୟମିତ ପ୍ରାବନ୍ଧିକା ଓ ଚେନ୍ନାଇରେ ଥିବା ଇଂରାଜୀ ପତ୍ରିକା ଇଣ୍ଡିଆନ ଏଜର ସହ-ସମ୍ପାଦିକା । ସେ କିଣ୍ଡଲେ ପତ୍ରିକାଦ୍ୱାରାଭାରତର ୨୫ ଜଣ ଅସାଧାରଣ ନାରୀଙ୍କ ମଧ୍ୟରୁ ଜଣେ ଭାବେ ନିର୍ବାଚିତା ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଚନ୍ଦ୍ରଯାନ-୨ ଭାରତର ଦ୍ୱିତୀୟ ଚନ୍ଦ୍ର ଅଭିଯାନ ଥିଲା । ଚନ୍ଦ୍ରଯାନ-୧ର ସଫଳତା ପରେ ଭାରତୀୟ ଅନ୍ତରୀକ୍ଷ ଅନୁସନ୍ଧାନ ସଂଗଠନ ବା ଇସ୍ରୋଦ୍ୱାରା ଏହି ମିଶନର ପରିକଳ୍ପନା କରାଯାଇଥିଲା । ଚନ୍ଦ୍ରଯାନ-୨ ଅଭିଯାନରେ ଇସ୍ରୋକୁ ୯୫ ପ୍ରତିଶତ ସଫଳତା ମିଳିଥିଲା ।ଏହାର ପୂର୍ବବର୍ତ୍ତୀ ଅଭିଯାନ ଚନ୍ଦ୍ରଯାନ-୧ ପରି ଚନ୍ଦ୍ରଯାନ-୨ ସାଇଣ୍ଟିଫିକ୍ ପେଲୋଡ୍ ସହିତ ଏକ ମୁନ୍-ଅର୍ବିଟର ଚନ୍ଦ୍ର ଚାରିପଟେ ପ୍ରଦିକ୍ଷଣ କରିଥିଲା । ଯୋଜନା ମୁତାବକ ଚନ୍ଦ୍ରଯାନ-୨ ଚନ୍ଦ୍ରର କକ୍ଷ ପଥରେ ପହଞ୍ଚିବା ପରେ, ପ୍ରଜ୍ଞାନ ରୋଭରକୁ ନେଇ ବିକ୍ରମ ଲ୍ୟାଣ୍ଡର ଚନ୍ଦ୍ର ପୃଷ୍ଠରେ ଏକ ଅପେକ୍ଷାକୃତ ଉଚ୍ଚ ମଇଦାନରେ ଅବତରଣ କରିବାକୁ ଚେଷ୍ଟା କରିଥିଲା । ଚନ୍ଦ୍ର ଭୂମିପୃଷ୍ଠକୁ ଅବତରଣ କରିବାବେଳେ ବିକ୍ରମ ଲ୍ୟାଣ୍ଡରଟି ନିର୍ଦ୍ଧାରିତ କକ୍ଷପଥରୁ ବିଚ୍ୟୁତ ହୋଇଥିଲା ଏବଂ ଚନ୍ଦ୍ରପୃଷ୍ଠରୁ ୨.୧ କିଲୋମିଟର ଉଚ୍ଚତାରେ ଥିବା ସମୟରେ ଇସ୍ରୋ ସହ ସମସ୍ତ ଯୋଗାଯୋଗ ବିଛିନ୍ନ ହୋଇଯାଇଥିଲା। ଅର୍ବିଟର ଜରିଆରେ ପ୍ରାପ୍ତ ଥର୍ମାଲ୍ ଅପଟିକାଲ ଚିତ୍ରକୁ ଅନୁଧ୍ୟାନ କରି ବିକ୍ରମ ଲ୍ୟାଣ୍ଡର ହାର୍ଡ ଲ୍ୟାଣ୍ଡିଙ୍ଗ୍ କରିଛି ବୋଲି ବୋଲି ଇସ୍ରୋ ମୂଖ୍ୟ କେ.
ଆଣ୍ଟିଅକ୍ସିଡାଣ୍ଟ (ଇଂରାଜୀ ଭାଷାରେ antioxidant) ଏକ ମଲିକ୍ୟୁଲ (molecule) ଯାହା ଅନ୍ୟ ମଲିକ୍ୟୁଲମାନଙ୍କର ଅକ୍ସିଡେସନ (oxidation) ଅବରୋଧ କରେ । ଅକ୍ସିଡେସନ ଏକ ପ୍ରକାର ରାସାୟନିକ ପ୍ରତିକ୍ରିୟା (chemical reaction) ଯାହା ଚେନ ପ୍ରତିକ୍ରିୟାକାରୀ (chain reaction) ଫ୍ରିରାଡିକାଲ (free radicals)ଦ୍ୱାରା ଜୀବକୋଷ (cells) ନଷ୍ଟ କରିପାରେ । ଥାୟଲ (thiols) ବା ଆସକର୍ବିକ ଏସିଡ ଏହି ଚେନ ପ୍ରତିକ୍ରିୟକୁ ଶେଷ କରିଦିଏ । ଦୁଇ ମୁଖ୍ୟ ପଦାର୍ଥ ସହିତ ଆଣ୍ଟିଅକ୍ସିଡାଣ୍ଟ ସଂଯୁକ୍ତ କରାଯାଏ ଯଥା ଅକ୍ସିଡେସନ ପ୍ରତିରୋଧ କରିବା ନିମନ୍ତେ ଶିଳ୍ପ ସମ୍ବନ୍ଧୀୟ ରାସାୟନିକ ପଦାର୍ଥ ଯୋଗ କରାଯାଏ; ଓ ଖାଦ୍ୟରେ ଥିବା ପ୍ରାକୃତିକ ରାସାୟନିକ ପଦାର୍ଥ ଯାହା ସ୍ୱାସ୍ଥ୍ୟ ଉପରେ ଉପକାରୀ ପ୍ରଭାବ ରଖେ ।
ଭାରତୀୟ ମହାକାଶ ଗବେଷଣା ସଂସ୍ଥା ବା ଇସ୍ରୋ ହେଉଛି ଭାରତ ସରକାରଙ୍କ ପ୍ରମୁଖ ମହାକାଶ ପ୍ରାଧିକରଣ । ଏହା ପୃଥିବୀର ଛଅଟି ବଡ଼ ସରକାରୀ ମହାକାଶ ପ୍ରାଧିକରଣ ମଧ୍ୟରୁ ଅନ୍ୟତମ ଯଥା: ଆମେରିକାର ନାସା (NASA), ଋଷିଆର RKA, ଇଉରୋପର ଇସା (ESA), ଚୀନର ସିନସଏ (CNSA) ଓ ଜାପାନର JAXA । ଏହି ସଂଗଠନର ମୂଳ ଉଦ୍ଦେଶ୍ୟ ହେଲା - ମହାକାଶ ତଥା ଗ୍ରହଜଗତ ସମ୍ବନ୍ଧରେ ତାତ୍ତ୍ୱିକ ଗବେଷଣା, ଅତ୍ୟାଧୁନିକ ମହାକାଶୀୟ ପ୍ରଯୁକ୍ତି ବିଦ୍ୟାର ଉନ୍ନତିକରଣ ଓ ଦେଶର ଉନ୍ନତିରେ ମହାକାଶର ପ୍ରୟୋଗ ।ଏହା ୧୯୬୯ରେ ପ୍ରତିଷ୍ଠା ହୋଇଥିଲା । ଭାରତୀୟ ରାଷ୍ଟ୍ରୀୟ ଅନ୍ତରୀକ୍ଷ ଅନୁସନ୍ଧାନ ସମିତି (INCOSPAR) ବଦଳରେ ସ୍ଥାପିତ ହୋଇଥିଲା । ଇସ୍ରୋ ମୁଖ୍ୟ କାର୍ଯାଳୟ ବାଙ୍ଗାଲୋରଠାରେ ଅବସ୍ଥିତ । ଏହା ଭାରତ ସରକାରଙ୍କ ମହାକାଶ ବିଭାଗ ଅନ୍ତର୍ଗତ ଅଟେ, ଯାହାକି ବର୍ତ୍ତମାନ ପ୍ରଧାନମନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟ କରୁଅଛି । ଇସ୍ରୋକୁ ପ୍ରତିଷ୍ଠା କରିବାରେ ଡକ୍ଟର ବିକ୍ରମ ଅମ୍ବାଲାଲ୍ ସରାଭାଇଙ୍କର ଉଲ୍ଲେଖନୀୟ ଯୋଗଦାନ ଓ ଆପ୍ରାଣ ପ୍ରଚେଷ୍ଟା ଯୋଁଗୁ ତାଙ୍କୁ ଭାରତୀୟ ମହାକାଶ କାର୍ଯ୍ୟକ୍ରମର ଜନକ ବୋଲି କୁହାଯାଏ ।
ଚନ୍ଦ୍ରଗୁପ୍ତ ମୌର୍ଯ୍ୟ (ରାଜ୍ୟକାଳ : 321 ଖ୍ରୀ: ପୂରୁ 298 ଖ୍ରୀ: ପୂ ) "ମୌର୍ଯ୍ୟ" ସାମ୍ରାଜ୍ୟର ପ୍ରତିଷ୍ଠାତା ଥିଲେ । ସେ ଏକ ସାଧାରଣ ପରିବାରରେ ଜନ୍ମଗଜନ୍ମଗ୍ରହଣ କରିଥିଲେ । ସେ କୌଟିଲ୍ୟ ଚାଣକ୍ୟଙ୍କର (ଅର୍ଥଶାସ୍ତ୍ରର ରଚୟୀତା) ଶିଷ୍ୟ ଥିଲେ । ଚନ୍ଦ୍ରଗୁପ୍ତ ମୌର୍ଯ୍ୟ ହିଁ ଦେଶର ପ୍ରଥମ ଶାସକ ଥିଲେ ଯିଏକି ସମ୍ପୂର୍ଣ୍ଣ ଭାରତକୁ ସର୍ବ ପ୍ରଥମେ ନିଜ ଅଧୀନକୁ ଆଣିଥିଲେ । ଐତିହାସିକମାନଙ୍କ ମତରେ ସେ ଜୈନଧର୍ମଲମ୍ବୀ ଥିଲେ । ସେ ତାଙ୍କର ଶାସନ ପଦ୍ଧତି ସବୁ ଶିଲଲେଖ ମାଧ୍ୟମରେ ଲେଖଉଥିଲେ, ଯାହାକି ଆଜି ମଧ୍ୟ ଦେଖିବାକୁ ମିଳେ । ତାଙ୍କର ନାତି ଯିଏ କି ସମ୍ରାଟ ''ଅଶୋକ'' ନାମରେ ସାରା ବିଶ୍ୱରେ ପରିଚିତ ସେ ଏକ ଐତିହାସିକ ସ୍ତମ୍ବ ସ୍ଥାପନ କରିଥିଲେ ଏବଂ ସେ ଭାରତରେ ବୌଦ୍ଧ ଧର୍ମର ପ୍ରଚାର ପ୍ରସାର ପାଇଁ ଅନେକ ଉଲେଖନୀୟ କାର୍ଯ୍ୟ କରିଥିଲେ । ମହାନ ଗ୍ରୀକ ଦାର୍ଶନିକ ମେଘାସ୍ଥିନିସ ତାଙ୍କ ଦରବାରରେ ୪ ବର୍ଷ ଗ୍ରୀକ ପ୍ରତିନିଧି ଭାବରେ କାର୍ଯ୍ୟ କରିଥିଲେ । ଗ୍ରୀକ ଓ ଲାଟିନରେ ଚନ୍ଦ୍ରଗୁପ୍ତ ''ସାନ୍ଦ୍ରୋକୋଟୋସ'' ଏବଂ ''ଅଣ୍ଡ୍ରୋକୋଟୋସ'' ନାମରେ ମଧ୍ୟ ପରିଚିତ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ତପସ୍ୱିନୀ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କଦ୍ୱାରା ରଚିତ ଏକ କାବ୍ୟ ସଙ୍କଳନ । ଏହାର ରଚନା ୧୯୧୩ ମସିହାରେ ସମାପ୍ତ ହୋଇଥିଲା ଏବଂ ୧୯୧୪ ମସିହାରେ ପ୍ରକାଶିତ ହୋଇଥିଲା । ଏଗାରଟି ସର୍ଗରେ ସମୃଦ୍ଧ ଏହି କାବ୍ୟଗ୍ରନ୍ଥଟିରେ ରାମ ଓ ସୀତାଙ୍କର ଜୀବନ ଓ ଆଦର୍ଶ ବର୍ଣ୍ଣନା କରାଯାଇଛି । 'କରୁଣ ରସ'ରେ ଏହି କାବ୍ୟଟି ରଚିତ । ପ୍ରଣବ ରଞ୍ଜନ ଭୂୟାଁ, ପୁସ୍ତକଟିକୁ ଇଂରାଜୀରେ ଅନୁବାଦ କରିଛନ୍ତି ।ପୁସ୍ତକଟି, ଶ୍ରୀମାନ ରାମନାରାୟଣ ମିଶ୍ରଙ୍କୁ ଉତ୍ସର୍ଗୀକୃତ କରିଯାଇଛି ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
'ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ବା କୃଷ୍ଣ ଜନ୍ମାଷ୍ଟମୀ,kṛṣṇa janmāṣṭami), କୃଷ୍ଣାଷ୍ଟମୀ, ସାତମ୍ ଆଠମ୍, ଗୋକୁଳାଷ୍ଟମୀ, ଅଷ୍ଟମୀ ରୋହିଣୀ, ଶ୍ରୀକୃଷ୍ଣ ଜୟନ୍ତୀ, ଶ୍ରୀ ଜୟନ୍ତୀ ବା କେବଳ ଜନ୍ମାଷ୍ଟମୀ ନାମରେ ମଧ୍ୟ ଜଣାଶୁଣା । ବିଷ୍ଣୁଙ୍କର ଅବତାରୀ ପୁରୁଷ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମଦିନକୁ ହିନ୍ଦୁମାନେ ଜନ୍ମାଷ୍ଟମୀ ରୂପେ ପାଳନ କରିଥାନ୍ତି । ଏହା ହିନ୍ଦୁ ପଞ୍ଜିକା ଅନୁସାରେ ଭାଦ୍ରବ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ପାଳନ କରାଯାଏ । ଏଇ ଦିନ ଲଗ୍ନରେ ରୋହିଣୀ ନକ୍ଷତ୍ର ରହିଥାନ୍ତି । ଏହା ଗ୍ରେଗୋରିଆନ (ଇଂରାଜୀ) କ୍ୟାଲେଣ୍ଡରରେ ସର୍ବଦା ଅଗଷ୍ଟ ୧୫ରୁ ସେପ୍ଟେମ୍ବର ୧୫ ଭିତରେ ହିଁ ଆସିଥାଏ । ଉତ୍ତର ଭାରତ ଓ ଦକ୍ଷିଣ ଭାରତରେ ଗଣନା ପଦ୍ଧତିର ବୈଷମ୍ୟ ଯୋଗୁଁ ଏହାର ପାଳନ ଗୋଟିଏ ଦିନ ଆଗପଛ ହୋଇଥାଏ । ଯେପରିକି ୨୦୧୧ ମସିହାରେ ଉତ୍ତର ଭାରତରେ ଏହା ୨୨ ଅଗଷ୍ଟରେ ପାଳନ କରାଯାଇଥିଲେ ମଧ୍ୟ ଦକ୍ଷିଣ ଭାରତରେ (କେରଳାଦି ରାଜ୍ୟରେ) ୨୧ ଅଗଷ୍ଟରେ ପାଳିତ ହୋଇଥିଲା । ଭାଦ୍ର କୃଷ୍ଣାଷ୍ଟମୀ ଅର୍ଦ୍ଧରାତ୍ର ସମୟରେ ଜନ୍ମାଷ୍ଟମୀ ହିନ୍ଦୁ ଜଗତରେ ପାଳିତ ହୋଇଥାଏ । କିନ୍ତୁ ବିଷ୍ଣୁ ପୁରାଣରେ କୃଷ୍ଣଙ୍କର ଜନ୍ମ ଶ୍ରାବଣମାସ କୃଷ୍ଣ ଅଷ୍ଟମୀରେ ହୋଇଥିବାର ଉଲ୍ଲେଖ ରହିଛି । ମୁଖ୍ୟଚାନ୍ଦ୍ରମାସ ଓ ଗୌଣ ଚାନ୍ଦ୍ରମାସ ଗଣନା ଏ ପ୍ରଭେଦର କାରଣ ବୋଲି ଅନୁମେୟ । ଶ୍ରୀକୃଷ୍ଣ ମାନବ ସମାଜକୁ କର୍ମଯୋଗର ଶିକ୍ଷା ଦେଇଛନ୍ତି । ଶ୍ରୀମଦ୍ଭଗବଦଗୀତାରେ କର୍ମ ଅନୁସାରେ ଫଳ ମିଳିବ ବୋଲି ସେ ଉଲ୍ଲେଖ କରିଛନ୍ତି। ତେଣୁ ଜନ୍ମାଷ୍ଟମୀର ପାଳନ ଅବସରରେ ଜଣେ ପ୍ରକୃତ କର୍ମଯୋଗୀ ହେବାପାଇଁ ଶପଥ ନିଆଯାଏ। ଫଳର ଆଶା ନ ରଖି ବିଶ୍ୱର ସେବା କରିବା ହେଉଛି ପ୍ରକୃତ କର୍ମଯୋଗ । ଗୀତାରେ ଶ୍ରୀକୃଷ୍ଣଙ୍କ ପ୍ରଦର୍ଶିତ ପଥ ଅନୁସରଣ କରି ଯେ କେହି ସ୍ଥିତପ୍ରଜ୍ଞ ହୋଇପାରେ । ମହାପୁରୁଷମାନେ ଦେଖାଇଦେଇଥିବା ପଥରେ ଯାଇ ଇତରଲୋକେ ସୁଖ, ଶାନ୍ତି ଓ ସମୃଦ୍ଧିକୁ ସହଜରେ ହାସଲ କରିପାରିବେ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ମହାଭାରତ ତଥା ଅନ୍ୟାନ୍ୟ ପୁରାଣ ଅନୁସାରେ ଶାନ୍ତନୁ ଥିଲେ ହସ୍ତିନାପୁରର ରାଜା, ଯେ କି ଭୀଷ୍ମ ବା ଦେବବ୍ରତଙ୍କ ପିତା ତଥା କୁରୁ ପାଣ୍ଡବ ମାନଂକ ପ୍ରପିତାମହ ଥିଲେ । ସେ ଭରତ ଗୋତ୍ର ତଥା ଚନ୍ଦ୍ର ବଂଶଜ ଥିଲେ । ସେ ତାଙ୍କ ପଇତା ରାଜା ପ୍ରତୀପଂକ ତୃତୀୟ ପୁତ୍ର ଥିଲେ । ଶାନ୍ତନୁଙ୍କ ପ୍ରଥମ ଅଗ୍ରଜ ଦେବାପି କୁଷ୍ଠ ରୋଗାକ୍ରାଂତ ହୋଇ ରାଜ୍ୟ ଉତ୍ତରାଧିକାର ତ୍ୟାଗ କରି ସନ୍ୟାସୀ ହୋଇଥିଲେ । ମଧ୍ୟମ ଅଗ୍ରଜ ବହ୍ଲୀକ ପିତୃ ଦେଶ ତ୍ୟାଗ କରି ମାତୁଳ ଦେଶ ବଲ୍ଖର ରାଜା ହୋଇଥିଲେ । ତେଣୁ ଶାନ୍ତନୁ ହସ୍ତିନାପୁର ରାଜତ୍ୱ ପ୍ରାପ୍ତ ହୋଇଥିଲେ ।
କବିସୂର୍ଯ୍ୟ ବଳଦେବ ରଥ (୧୭୮୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୮୯ ମସିହାରେ ଗଞ୍ଜାମ ଜିଲ୍ଲା ବଡ଼ଖେମୁଣ୍ଡି ଗଡ଼ରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ପ୍ରାଣତ୍ୟାଗ କରିଥିଲେ ।
କଟକ, କଟକ ଜିଲ୍ଲାର ଏକ ମୁଖ୍ୟ ନଗର ଓ ଓଡ଼ିଶାର ସର୍ବପୁରାତନ ନଗର । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ତଥା ରାଜଧାନୀ ଭାବେ ପ୍ରତିଷ୍ଠିତ । ଏହି ସହର ଭୁବନେଶ୍ୱର, ପୁରୀ ଓ କୋଣାର୍କର ପାଖାପାଖି ଅଛି । ୧୯୭୨ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ନିଗମାନନ୍ଦ ପରମହଂସ (୧୮୮୦ − ୧୯୩୫) ଜଣେ ଭାରତୀୟ ସାଧକ ଓ ଆଧ୍ୟାତ୍ମିକ ଗୁରୁ ଥିଲେ । ସେ ଭାରତର ପଶ୍ଚିମ ବଙ୍ଗ ରାଜ୍ୟର ନଦିଆ ଜିଲ୍ଲାର କୁତବପୁର ଗ୍ରାମର ଗୋଟିଏ ବ୍ରାହ୍ମଣ ପରିବାରରେ ୧୨୮୭ ସାଲ (୧୮ ଅଗଷ୍ଟ ୧୮୮୦) ଝୁଲଣ ପୂର୍ଣିମା ତିଥି ରେ, ଜନ୍ମ ଗ୍ରହଣ କରିଥିଲେ । ଭାରତର ସେ ଜଣେ ଅସାଧାରଣ ଶକ୍ତି ସମ୍ପନ୍ନ ସଦଗୁରୁ ଥିଲେ । ସନ୍ୟାସୀ ଗ୍ରହଣ ପରେ ପରମହଂସ ଶ୍ରୀ ମଦ୍ ସ୍ୱାମୀ ନିଗମାନନ୍ଦ ସରସ୍ୱତୀ ଦେବ ନାମରେ ବିଖ୍ୟାତ ହେଲେ । ବିଶ୍ୱାସ ଯୋଗ୍ୟ ଯେ,ଏହି ମହାତ୍ମା ତନ୍ତ୍ର, ଯୋଗ, ଜ୍ଞାନ ଓ ପ୍ରେମ ଚତୁର୍ବିଧ ସାଧନାରେ ସିଦ୍ଧହୋଇ ନିର୍ବିକଳ୍ପ ଭୂମିରୁ ଗୁରୁ ରୂପେ ଅବତୀର୍ଣ୍ଣ ହୋଇଥିଲେ । ଠାକୁର ନିଗମାନନ୍ଦ ନିର୍ବିକଳ୍ପ ଭୂମିରୁ ଫେରି ଗୁରୁ ଭାବ ଘେନି ଲୋକାଳୟକୁ ଆସିବା ପରେ ସମାଜର ଦୁର୍ଗତି ସନ୍ଦର୍ଶନ ଓ ଉପଲବ୍ଧି କରି ଏହାକୁ ଦୃଢ଼ ଓ ପ୍ରାଣବନ୍ତ କରିବା ଉଦ୍ଦେଶ୍ୟରେ ସେ ବ୍ରହ୍ମଚର୍ଯ୍ୟ ସାଧନ, ଯୋଗୀ ଗୁରୁ , ତାନ୍ତ୍ରିକ ଗୁରୁ, ଜ୍ଞାନୀଗୁରୁ ଓ ପ୍ରେମିକଗୁରୁ ଗ୍ରନ୍ଥମାନ ବଙ୍ଗଳା ଭାଷାରେ ପ୍ରଣୟନ କରିଥିଲେ । ପରବର୍ତ୍ତୀ ସମୟରେ ଏହି ଗ୍ରନ୍ଥମାନର ଓଡ଼ିଆ ଭାଷାନ୍ତର ଦୁର୍ଗାଚରଣ ମହାନ୍ତିଙ୍କଦ୍ୱାରା ସମ୍ଭବପର ହୋଇ ପାରିଥିଲା ।
ଚନ୍ଦ୍ରଗୁପ୍ତ ଓ ବିନ୍ଦୁସାରଙ୍କ ରାଜତ୍ୱ କାଳରେ କଳିଙ୍ଗ ଏକ ଶକ୍ତିଶାଳୀ ଓ ସ୍ୱାଧୀନ ରାଷ୍ଟ୍ର ଥିଲା । କିନ୍ତୁ ଅଶୋକ ରାଜ୍ୟାଭିଷେକର ଅଷ୍ଟମବର୍ଷରେ ଅର୍ଥାତ ଖ୍ରୀ.ପୂ:୨୬୧ରେ କଳିଙ୍ଗ ଆକ୍ରମଣ କରି ଜୟଲାଭ କରିଥିଲେ । ତାଙ୍କର ତ୍ରୟୋଦଶ ଶିଳାନୁଶାସନରେ କଳିଙ୍ଗ ଯୁଦ୍ଧର ରୋମାଞ୍ଚକର ବିଭୀଷିକା ବର୍ଣ୍ଣିତ ହୋଇଛି । ଏହି ଯୁଦ୍ଧରେ ଏକଲକ୍ଷ ଲୋକ ନୀହତ ହୋଇଥିଲେ । ଦେଢ଼ଲକ୍ଷ ଲୋକ ବନ୍ଦୀହୋଇ ଦେଶାନ୍ତରକୁ ପ୍ରେରିତ ହୋଇଥିଲେ ଏବଂ ପ୍ରାୟ ସେହି ସଂଖ୍ୟକ ବ୍ୟକ୍ତି ଯୁଦ୍ଧ ପର ଅବସ୍ଥାରେ ଆହାତ , ରୋଗାକ୍ରାନ୍ତ କିମ୍ବା ବୁଭୁକ୍ଷୁ ହୋଇ ମୃତ୍ୟୁମୂଖରେ ପଡ଼ିଥିଲେ । କଳିଙ୍ଗ ଯୁଦ୍ଧ ବୌଦ୍ଧ ଧର୍ମ ତଥା ପୃଥିବୀର ଇତିହାସରେ ଏକ ଯୁଗାନ୍ତକାରୀ ଘଟଣା । ଏହି ଯୁଦ୍ଧର ଦାରୁଣ ପରିଣତି ଅଶୋକଙ୍କ ମନରେ ଗଭୀର ଦୁଃଖ ଓ ଅନୁତାପ ଜାତ କରିଥିଲା । ହିଂସା ପ୍ରଣୋଦିତ ତରବାରିର ଜୟ ଜୟ ନୁହେଁ, ମାନବ-ହୃଦୟକୁ ଜୟ କରିବା ହିଁ ପ୍ରକୃତ ଜୟ ବୋଲି ଅନୁଭବ କରି ଅଶୋକ ଅସ୍ତ୍ର ପରିତ୍ୟାଗ କଲେ । ଉପଗୁପ୍ତ ନାମକ ଜଣେ ବୌଦ୍ଧ ସନ୍ନ୍ୟାସୀଙ୍କ ସଂସ୍ପର୍ଶରେ ଆସି ଅଶୋକ ବୌଦ୍ଧ ଧର୍ମ ଗ୍ରହଣ କରିଥିଲେ । ଏହା ପରେ ସତ୍ୟ ଓ ଅହିଂସା ବଳରେ ସେ ମାନବ ହୃଦୟକୁ ଜୟ କରିବା ପାଇଁ ଆତ୍ମ ନିୟୋଗ କଲେ । ସେ ନିଜ ବିଜୟ ପରେ ସୁନ୍ଦର ଭାବେ ଗଢ଼ି ତୋଳିଲେ ଓ ନିଜ ସାମ୍ରାଜ୍ୟରେ ମିଶେଇ ଥିଲେ।
ଏକ ଡିଜିଟାଲ ଅବଜେକ୍ଟ ଆଇଡେଣ୍ଟିଫାୟର (DOI) ଏକ ପ୍ରକାରର ପର୍ସିସେଣ୍ଟ ଆଇଡେଣ୍ଟିଫାୟର । ଏହା ନିଆରାଭାବେ ବସ୍ତୁମାନଙ୍କୁ ବାଛିବାରେ ବ୍ୟବହାର କରାଯାଇଥାଏ । DOI ବ୍ୟବସ୍ଥା ମୁଖ୍ୟତଃ ଜର୍ଣ୍ଣାଲ ଭଳି ଇଲେକ୍ଟ୍ରୋନିକ ଡକୁମେଣ୍ଟମାନଙ୍କରେ ବ୍ୟବହୃତ । DOI ବ୍ୟବସ୍ଥା ୨୦୦୦ ମସିହାରେ ଆରମ୍ଭ ହୋଇଥିଲା ଓ ଆନ୍ତର୍ଜାତିକ DOI ଫାଉଣ୍ଡେସନଦ୍ୱାରା ପରିଚାଳିତ ।DOIର ଅର୍ଥ "ଏକ ବସ୍ତୁର ଡିଜିଟାଲ ସୂଚକ" କିନ୍ତୁ "ଏକ ଡିଜିଟାଲ ବସ୍ତୁର ସୂଚକ" । ଏଣୁ DOI "digital object-identifier" ପାଇଁ ବ୍ୟବହୃତ କିନ୍ତୁ "digital-object identifier" ପାଇଁ ନୁହେଁ।