ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ପାରଦ ବିଷକ୍ରିୟା (Mercury poisoning) ଦେହରେ ହୁଏ ଯଦି ଜଣେ ପାରଦ ସଂସ୍ପର୍ଶରେ ଆସେ । ଏହି ବିଷକ୍ରିୟାର ଲକ୍ଷଣ:- ମାଂସପେଶୀ ଦୁର୍ବଳତା (muscle weakness), ସମନ୍ୱୟ ଅଭାବ, ହାତ ପାଦ କାଲୁଆ (numbness in the hands and feet), ଚର୍ମ ରାସ, ସ୍ମରଣ ରଖିବା ସମସ୍ୟା, କହିବା ସମସ୍ୟା, ଶ୍ରବଣ ସମସ୍ୟା ଓ ଦୃଷ୍ଟି ସମସ୍ୟା ଇତ୍ୟାଦି । ପାରଦର ପ୍ରକାର, ମାତ୍ରା, ସଂସ୍ପର୍ଶର ପଦ୍ଧତି ଓ ସମୟର ପରିମାଣ ଉପରେ ଲକ୍ଷଣ ନିର୍ଭର କରେ । ଅଳ୍ପ ମାତ୍ରାରେ ମିଥାଇଲ ମର୍କରି (methylmercury) ସଂସ୍ପର୍ଶରେ ଦୀର୍ଘ ସମୟ ଧରି ରହିଲେ ମଧ୍ୟ ତାହାର ପ୍ରଭାବ ସ୍ପଷ୍ଟ ହୋଇ ନାହିଁ । ମିଥାଇଲ ମର୍କରି ମାତ୍ରାଧିକ ହେଲେ ଏହାର ପ୍ରଭାବକୁ ମିନାମାଟା ଡିଜିଜ (Minamata disease) କୁହାଯାଏ । ପିଲାମାନେ ଏହାର ସଂସ୍ପର୍ଶରେ ଆସିଲେ ଆକ୍ରୋଡିନିଆ ବା ପିଙ୍କ ରୋଗ ହୁଏ ଯେଉଁଥିରେ ଚର୍ମ ପିଙ୍କ ରଙ୍ଗ ହୋଇଯାଏ ଓ ଚୋପା ଛାଡ଼େ ।ଜୈବ ଯୌଗିକ ପଦାର୍ଥ (organic compound), ଧାତୁ metal, ଧୁଆଁ (vapor) ଓ ଲବଣ (salt) ଆକାରରେ ପାରଦ (ରାସାୟନିକ ଚିହ୍ନ Hg) ସଂସ୍ପର୍ଶ ହୋଇପାରେ । ପାରଦ ଥିବା କର୍ମଭୂମିରେ, ମାଛ ଖାଇଲେ, ଦାନ୍ତ ଫିଲିଙ୍ଗରେ ପାରଦ ଥିଲେ ଏହି ସଂସ୍ପର୍ଶ ହୋଇପାରେ । ଖାଦ୍ୟ ଶୃଙ୍ଖଳର (food chain) ଉପରେ ଥିବା ପ୍ରାଣୀରେ ପାରଦ ଅଧିକ ଥାଏ । ଆତ୍ମହତ୍ୟା କରିବାକୁ ମଧ୍ୟ ପାରଦ ଉପଯୋଗୀ ହୁଏ । କୋଇଲା ପୋଡ଼ିଲେ ଓ ସୁନା ଖଣିରେ ମାନବକୃତ କାରଣ ଯୋଗୁ ପାରଦ ପରିବେଶରେ ମିଶେ । ରକ୍ତ, ପରିସ୍ରା ଓ ବାଳ ନେଇ ପାରଦ ଉପସ୍ଥିତି ନିମନ୍ତେ ପରୀକ୍ଷା କରାଯାଏ କିନ୍ତୁ ପାରଦ ମାତ୍ରା ଜଣାଯାଏ ନାହିଁ ।ଏହାର ପ୍ରତିଷେଧ ନିମନ୍ତେ ସ୍ୱଳ୍ପ ପାରଦ ଥିବା ଖାଦ୍ୟ ଖାଇବ, ବ୍ୟବହାର କରୁଥିବା ଡାକ୍ତରୀ ଓ ଅନ୍ୟାନ୍ୟ ଜିନିଷରେ ପାରଦ ଥିଲେ ବାହାର କରିଦେବ, ଉପଯୁକ୍ତ ଉପାୟରେ ସେ ସମସ୍ତ ନିଷ୍କାସନ କରିବ ଓ ଖଣିରେ କାମ କରୁଥିଲେ ତ୍ୟାଗ କରିବ । ଅଣଜୈବିକ ପାରଦ ଲବଣ ସଂସ୍ପର୍ଶରେ ଆକ୍ୟୁଟ ବିଷକ୍ରିୟା ହେବାର ଅଳ୍ପ କିଛି ଘଣ୍ଟା ମଧ୍ୟରେ ଡାଇମର୍କାପ୍ଟୋସକସିନିକ ଏସିଡ (dimercaptosuccinic acid ବା DMSA) ବା ଡାଇମର୍କାପ୍ଟୋପ୍ରୋପେନ ସଲଫୋନେଟ (dimercaptopropane sulfonate ବା DMPS) ସାଥିରେ ଚିଲେସିନ (chelation) କଲେ ଫଳାଫଳ ଭଲ ହେବା ଜଣାଯାଏ । ଦୀର୍ଘକାଳୀନ ସଂସ୍ପର୍ଶ ଥିଲେ ଚିଲେସନ ଉପକାରୀତା ସ୍ପଷ୍ଟ ଭାବରେ ଜଣାଯାଇନାହିଁ । ଆଉ ମଧ୍ୟ ଦୀର୍ଘକାଳୀନ ସଂସ୍ପର୍ଶ ହେଲେ କେଶ ଜଟିଳ ହୋଇ ବୃକ୍କ ସମସ୍ୟା (kidney problems) ହୁଏ ଓ ବୁଦ୍ଧିମତ୍ତା କମିଯାଏ । ମାଛ ମାରି ଚଳୁଥିବା ଗୋଷ୍ଠୀରେ ପିଲାମାନଙ୍କର ଏହି ବିଷକ୍ରିୟା ହାର ପ୍ରାୟ ୧୦୦ ଜଣରେ ୧.୭ ଜଣ ।
ଭାରତର ସ୍ୱାଧୀନତା ଦିବସ ଏକ ଭାରତୀୟ ଜାତୀୟ ଦିବସ ଅଟେ । ୧୯୪୭ ମସିହାରେ ଭାରତ ଫିରିଙ୍ଗି ଶାସନରୁ ମୁକ୍ତ ହୋଇ ସ୍ୱତନ୍ତ୍ର ଗଣରାଜ୍ୟରେ ପରିଣତ ହୋଇଥିଲା । ତେଣୁ ଏହି ଦିନକୁ ମନେପକାଇବା ପାଇଁ ପ୍ରତିବର୍ଷ ପନ୍ଦର ଅଗଷ୍ଟକୁ ଭାରତର ସ୍ୱାଧୀନତା ଦିବସ ଭାବରେ ପାଳନ କରାଯାଇଥାଏ । ଏହା ଭାରତର ଏକ ପ୍ରଧାନ ଜାତୀୟ ଦିବସ । ଦେଶ ସାରା, ଏହି ଦିନ ପତାକା ଉତ୍ତୋଳନ କରଯାଇଥାଏ ଓ ଉତ୍ସବମାନ ଅୟୋଜନ କରାଯାଇଥାଏ । ରାଜଧାନୀ ଦିଲ୍ଲୀରେ ଏହି ଦିନ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କ ନିମନ୍ତେ ଜାତୀୟ ପତାକା ଉତ୍ତୋଳନ କରି ଅଭିଭାଷଣ ଦେଇଥାନ୍ତି ଯାହା ଦେଶସାରା ଟି.ଭି.ରେ ଦେଖାଯାଇଥାଏ । ଏହି ଅଭିଭାଷଣରେ ସେ ଦେଶର ପ୍ରଗତି, ଅସୁବିଧା ଓ ତାହାର ସମାଧାନ ଓ ଆଗକୁ ହେବାକୁ ଥିବା ଉନ୍ନତି ଆଦି ବିଷୟରେ ବଖାଣିଥାନ୍ତି । ଭାରତୀୟ ସ୍ୱାଧୀନତା ସଂଗ୍ରାମ ଓ ସଂଗ୍ରାମୀମାନଙ୍କ ଉପରେ ମଧ୍ୟ ସେ ଅଭିଭାଷଣ ରଖିଥାନ୍ତି ।
ପଠାଣି ସାମନ୍ତ ବା ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର ଓଡ଼ିଶାର ନୟାଗଡ଼ର ଖଣ୍ଡପଡ଼ାରେ ୧୮୩୫ରେ ଜନ୍ମିତ ଜଣେ ଜ୍ୟୋତିର୍ବିଦ ଓ ପଣ୍ଡିତ ଥିଲେ । ଉତ୍କଳର ପୁରପଲ୍ଲୀରେ ସେ ପଠାଣି ସାମନ୍ତ ନାମରେ ସୁପରିଚିତ ।ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ନିର୍ଭୁଲ ଗଣନା କରିବା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବାରେ ସେ ପାରଙ୍ଗମ ଥିଲେ। ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ମଧ୍ୟ ପ୍ରଚଳିତ ଯାହା ରାଶି, ଗ୍ରହ, ନକ୍ଷତ୍ର ଆଦିର ଅବସ୍ଥିତିକୁ ନେଇ ଭବିଷ୍ୟତ ଗଣନାରେ ସାହାଯ୍ୟ କରିଥାଏ ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରାଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ - ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଦୟାନନ୍ଦ ସରସ୍ୱତୀ (ଖ୍ରୀ.ଅ ୧୮୨୪ - ୧୮୮୩) ଥିଲେ ଜଣେ ଲେଖକ, ସମାଜ ସଂସ୍କାରକ ଓ ଆର୍ଯ୍ୟ ସମାଜର ସଂସ୍ଥାପକ । ଦୟାନନ୍ଦ ସଂସ୍କୃତ ଓ ହିନ୍ଦୀ ଭାଷାରେ ପ୍ରଭାବଶାଳୀ ବକ୍ତା ଭାବେ ପରିଚିତ । ସେ କହୁଥିଲେ ମୃତ ବ୍ୟକ୍ତିକୁ ଶ୍ରାଦ୍ଧ ତର୍ପଣ ନଦେଇ ଜୀବିତ ପିତାମାତା ଓ ବୃଦ୍ଧ ବ୍ୟକ୍ତିକୁ ସେବା କରିବା ହେଲା ପିତୃଯଜ୍ଞ । ଫଳିତ ଜ୍ୟୋତିଷ, ସାମୁଦ୍ରିକ ବିଦ୍ୟା, ହସ୍ତରେଖା ଆଦି ଅଯଥାର୍ଥ ଓ ଅନାବଶ୍ୟକ କାମ । ଲୈାକିକ ବ୍ୟବହାରରେ ସାଧୁତା, ଯଥାର୍ଥ କର୍ମସାଧନା, କର୍ତ୍ତବ୍ୟ ପ୍ରତି ନିଷ୍ଠା ବଳରେ ପ୍ରାଣୀ ଫଳପ୍ରାପ୍ତ ହୁଅନ୍ତି ପ୍ରତିମା ପୂଜାଦେଇ ନୁହେଁ । ତାଙ୍କର ଉପଲବ୍ଧ ସତ୍ୟକୁ ପ୍ରତିପାଦିତ କରିବାକୁ ଯାଇ ସେ ଅପୌତ୍ତଳିକତା ଓ ନିଚ୍ଛକ ବୈଦିକ ସତ୍ୟର ଆଲୋଚନା ପାଇଁ ଆର୍ଯ୍ୟ ସମାଜ ସ୍ଥାପନ କରିଥିଲେ । ଆର୍ଯ୍ୟ ସମାଜ ଜରିଆରେ ଶିକ୍ଷାର ପ୍ରସାର କରାଇ ନାରୀକୁ ପୁରୁଷ ସହ ସମାନ ଅଧିକାର ଦେବାର ଯୁକ୍ତି ସେ ଦର୍ଶାଇଥିଲେ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଶ୍ରୀ ଅରବିନ୍ଦ (ବଙ୍ଗାଳୀ - শ্রী অরবিন্দ - Sri Ôrobindo) ହେଉଛନ୍ତି ଏକାଧାରରେ ଜଣେ ଯୋଗୀ, ଗୁରୁ, କ୍ରାନ୍ତିକାରୀ, ସ୍ୱାଧୀନତା ସଂଗ୍ରାମୀ, ଦାର୍ଶନିକ ତଥା କବି । ସେ ୧୫ ଅଗଷ୍ଟ ୧୮୭୨ ମସିହାରେ ଇଂରେଜ ଶାସନାଧୀନ ଭାରତର କଲିକତା ନଗରରେ ଭୂମିଷ୍ଠ ହୋଇଥିଲେ । ମାନବ ଜାତିର ପୂର୍ଣାଙ୍ଗ ଅଭ୍ୟୁଦୟ ସମ୍ବନ୍ଧରେ ନିଜର ଦର୍ଶନ ବିକଶିତ ହେବା ଆଗରୁ ସେ ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଯୋଗଦାନ କରି ସେ ଜଣେ ମହାନ ନେତା ହିସାବରେ ପରିଚିତ ହୋଇ ଅଛନ୍ତି। ସେ ସଶସ୍ତ୍ର ସଂଗ୍ରାମରେ ବିଶ୍ୱାସୀ ଥିଲେ । ଶ୍ରୀ ଅରବିନ୍ଦଙ୍କ ଦର୍ଶନର ମୂଳ ତତ୍ତ୍ୱ ହେଉଛି ସାଧାରଣ ମାନବ ଜୀବନକୁ ଦିବ୍ୟ ଜୀବନରେ ରୂପାନ୍ତରଣ କରିବା । ସେ କହିଛନ୍ତି, ‘ମଣିଷ ହେଉଛି ଏକ ବିକାଶୋନ୍ମୁଖୀ ସତ୍ତା। ସେ ପୂର୍ଣ ବିକଶିତ ନୁହେଁ। ମାନସରୁ ଅତିମାନସ ପର୍ଯ୍ୟନ୍ତ ବିକାଶ ହେଉଛି ବିଶ୍ୱ ଚେତନା ଉତ୍ତରଣର ପରବର୍ତ୍ତୀ ମାଇଲ ଖୁଣ୍ଟ । ଆଉ ଏହା ଅତି ଆବଶ୍ୟକ କାରଣ ଏହା ହେଉଛି ଅନ୍ତରାତ୍ମାର ମୂଳ ଉଦ୍ଦେଶ୍ୟ ଓ ନୈସର୍ଗିକ ନିୟମ।’ ଏହିପରି ଭାବରେ ଶ୍ରୀ ଅରବିନ୍ଦ ‘ମୁକ୍ତି’କୁ ଏକ ଭିନ୍ନ ରୂପରେ ପ୍ରତି ପାଦନ କରିଛନ୍ତି, ଯାହା ବୈୟକ୍ତିକ ନୁହେଁ ବରଂ ସାମଗ୍ରିକ, ସମ୍ପୂର୍ଣ୍ଣ ମାନବ ସମାଜର ଉତ୍ତରଣରେ ବିଶ୍ୱାସୀ। ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦର୍ଶନ, ଧର୍ମ, ସାହିତ୍ୟ ଓ ମନୋବିଜ୍ଞାନର ସମନ୍ୱୟ ଶ୍ରୀ ଅରବିନ୍ଦଙ୍କ ଲେଖାରେ ଦେଖିବାକୁ ମିଳେ। ଶ୍ରୀ ଅରବିନ୍ଦଙ୍କ କୃତି ଭିତରେ ଦର୍ଶନ, କାବ୍ୟ, ବେଦ, ଉପନିଷଦ ଏବଂ ଗୀତା ଆଦିର ଅନୁବାଦ ଓ ଟୀକା, ନାଟକ, ସାମାଜିକ, ରାଜନୈତିକ ଓ ଐତିହାସିକ ସମାଲୋଚନା, ଆଧ୍ୟାତ୍ମିକ ଲେଖା, ପତ୍ର ପତ୍ରିକା ଓ ପତ୍ରାବଳୀ ଆଦି ଅନ୍ତର୍ଭୁକ୍ତ। ତାଙ୍କର ସାହିତ୍ୟିକ ସୃଷ୍ଟି ଦର୍ଶନ, କାବ୍ୟ ଓ ନାଟକୀୟତାରେ ଏକ ମଧୁର ସମନ୍ୱୟରେ ସୁଗଠିତ ଯାହା କିଞ୍ଚିତ୍ ଜଟିଳ, ଓ ସହଜରେ ବୋଧଗମ୍ୟ ନୁହେଁ। ତାଙ୍କର କତିପୟ ରଚନା ବଳି ନିମ୍ନରେ ପ୍ରଦତ୍ତ ହେଲା। ଦ ଲାଇଫ ଡିଭାଇନ The Life Divine (1940), ଦ ହ୍ୟୁମାନ ସାଇକଲ The Human Cycle (1949), ଦ ଆଇଡିଆଲ ଅଫ ହ୍ୟୁମାନ ୟୁନିଟି The Ideal of Human Unity (1949), ଅନ ଦି ବେଦ On the Veda (1956), କଲେକ୍ଟେଡ ପଏମସ ଏଣ୍ଡ ପ୍ଲେଜCollected Poems and Plays (1942), ଏସେଜ ଅନ ଦି ଗୀତାEssays on the Gita (1928), ଦ ସିନ୍ଥେସିସ ଅନ ଯୋଗ The Synthesis of Yoga (1948), and ସାବିତ୍ରୀ : ଏ ଲିଜେଣ୍ଡ ଏଣ୍ଡ ଏ ସିମ୍ବଲ Savitri: A Legend and a Symbol (1950).
{{Use British English|date=November 2011}} ଶ୍ରୀନିବାସ ରାମାନୁଜନ (pronunciation ) (୨୨ ଡିସେମ୍ବର ୧୮୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ 'ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭାଦ୍ୱାରା ନିର୍ମିତ) । ଏହା ଲୋକଙ୍କଦ୍ୱାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ବରାହମିହିର (ସନ ୫୦୫- ସନ ୫୮୭) ହେଉଛନ୍ତି ଜଣେ ମହାନ୍ ଭାରତୀୟ ଗଣିତଜ୍ଞ, ଜ୍ୟୋତିର୍ବିଦ ଓ ଖଗୋଳ ବିଜ୍ଞାନୀ। ସେ କେବଳ ବରାହ ବା ମିହିର ଭାବେ ମଧ୍ୟ ପରିଚିତ। ତାଙ୍କର ଜନ୍ମ ଉଜ୍ଜୟିନୀରେ ହୋଇଥିଲା ।ପିତା ଆଦିତ୍ୟଦାସଙ୍କଠାରୁ ପାରମ୍ପାରିକ ଗଣିତ ଏବଂ ଜ୍ୟୋତିଷ ଶାସ୍ତ୍ର ଅଧ୍ୟୟନ କରି ସେଥିରେ ଅନେକ ସଂସ୍କାର ଆଣିଥିଲେ। ଗୁପ୍ତ ସାମ୍ରାଜ୍ୟର ବିକ୍ରମାଦିତ୍ୟ(ଚନ୍ଦ୍ରଗୁପ୍ତ-୨ୟ)ଙ୍କ ରାଜସଭାରେ ସେ ନବରତ୍ନଙ୍କ ମଧ୍ୟରେ ସ୍ଥାନ ପାଇଥିଲେ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।
ଗୃହପାଳିତ ମେଣ୍ଢା (Domestic sheep /Ovis aries) ଏକ ଚତୁସ୍ପଦ (quadrupedal) ସ୍ତନ୍ୟପାୟୀ (mammal) ରୋମନ୍ଥନକାରୀ ପ୍ରାଣୀ ଯାହାକୁ ସ୍ୱାଭାବିକ ଭାବରେ ପୋଶାଯାଏ । ଅଧିକାଂଶ ରୋମନ୍ଥନକାରୀ ପ୍ରାଣୀଙ୍କ ଭଳି ଏମାନେ ଆର୍ଟିଓଡାକ୍ଟିଲା ଅର୍ଡ଼ର ସଭ୍ୟ । ଯଦିଓ ଓଭିସ ଜେନସର ଅନେକ ପ୍ରଜାତିଙ୍କୁ ମେଣ୍ଢା ନାମ ଦିଆଯାଏ, ଦୈନନ୍ଦିନ ଜୀବନରେ ଏହାକୁ ପ୍ରାୟ ଓଭିସ ଆରିସ ଭାବରେ ଉଲ୍ଲେଖ କରାଯାଏ । ଏମାନଙ୍କ ସଂଖ୍ୟା ପ୍ରାୟ ଏକ ବିଲିଅନ ବା ଶହେ କୋଟିରୁ ଅଧିକ ସର୍ବାଧିକ ସଂଖ୍ୟକ ମେଣ୍ଡା ପ୍ରଜାତିର ପ୍ରାଣୀ । ପ୍ରାପ୍ତ ବୟସ୍କ ମାଈ ମେଣ୍ଢାକୁ ଇଂରାଜୀରେ ଇଉଇ (ewe) କୁହାଯାଏ, ଅଣ୍ଡିରାକୁ ରାମ (ram) ବା ଟୁପ (tup) କୁହାଯାଏ; ଖାସୁ ହୋଇଥିବା ପ୍ରାଣୀକୁ ୱେଦର (wether), ଓ ଛୁଆକୁ ଲ୍ୟାମ୍ବ (lamb) କୁହାଯାଏ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ନେଲସନ ରୋଲିହ୍ହଲ୍ଲା ମଣ୍ଡେଲା (୧୮ ଜୁଲାଇ ୧୯୧୮ - ୫ ଡିସେମ୍ବର ୨୦୧୩) ଦକ୍ଷିଣ ଆଫ୍ରିକାର ପୂର୍ବତନ ରାଷ୍ଟ୍ରମୁଖ୍ୟ (୧୯୯୪-୧୯୯୯) ଥିଲେ । ସେ ଦକ୍ଷିଣ ଆଫ୍ରିକାର ପ୍ରଥମ ଅଣ ଶ୍ୱେତାଙ୍ଗ ବା କୃଷ୍ଣକାୟ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିଲେ । ତାଙ୍କ ଶାସନକାଳ ମଧ୍ୟରେ ଅପାର୍ଥିଡ଼ ନୀତିର ପତନ ହୋଇଥିଲା ତଥା ଚାଲିଆସୁଥିବା ରଙ୍ଗଭେଦ, ଦାରିଦ୍ର୍ୟ, ସାମାଜିକ ଅସମାନତାକୁ ଦୂର କରିବାକୁ ବିଶେଷ ପ୍ରାଧାନ୍ୟ ଦିଆଯାଇଥିଲା । ରାଜନୈତିକ ଭାବେ ସେ ଗଣତାନ୍ତ୍ରିକ ସମାଜବାଦୀ ଚିନ୍ତାଧାରାରେ ବିଶ୍ୱାସ ରଖିଥିଲେ ଏବଂ ଆଫ୍ରିକୀୟ ଜାତୀୟ କଂଗ୍ରେସର ସଭାପତି ଭାବେ ୧୯୯୧ରୁ ୧୯୯୭ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ । ଅନ୍ତର୍ଜାତୀୟ ପଦବୀ ଭାବେ "ନନ-ଆଲାଇନଡ ମୁଭମେଣ୍ଟ"ର ସାଧାରଣ-ସଚିବ ଭାବେ ୧୯୯୮-୧୯୯୯ ପାଇଁ କାର୍ଯ୍ୟରତ ଥିଲେ । ଯୋସା ସଂପ୍ରଦାୟର ଥେମ୍ବୁ ରାଜପରିବାରରେ ଜନ୍ମ ଗ୍ରହଣ କରି ମଣ୍ଡେଲା ଫୋର୍ଟ ହାରେ ବିଶ୍ୱ ବିଦ୍ୟାଳୟ ଓ ୱିଟୱାଟର୍ସରାଣ୍ଡ ବିଶ୍ୱବିଦ୍ୟାଳୟରେ ଆଇନ ଶିକ୍ଷା କରିଥିଲେ । ଜୋହାନ୍ସବର୍ଗରେ ରହିବା ସମୟରେ ଔପନିବେଶ ବିରୋଧୀ ରାଜନୀତିରେ ଅଂଶଗ୍ରହଣ କରି ଆଫ୍ରିକୀୟ ଜାତୀୟ କଂଗ୍ରେସରେ ଯୋଗଦେଇଥିଲେ ଓ ଏହାର ଯୁବ ସଂଘର ପ୍ରତିଷ୍ଠାତା ସଭ୍ୟ ଥିଲେ । ୧୯୪୮ରେ ନ୍ୟାସନାଲ ପାର୍ଟିର "ଆଫ୍ରିକାନ" ଜାତୀୟତାବାଦୀମାନେ ସରକାର ଗଠନ କରି କ୍ଷମତାକୁ ଆସିବା ପରେ ଅପାର୍ଥିଡ଼କୁ ନୀତିକୁ ପ୍ରାଧାନ୍ୟ ଦେଇଥିଲେ, ଏବଂ ସେହି ସମୟରେ ମଣ୍ଡେଲା ଜାତୀୟ କଂଗ୍ରେସଦ୍ୱାରା ୧୯୫୨ରେ ହୋଇଥିବା ଅସହଯୋଗ ଆନ୍ଦୋଳନରେ ପ୍ରମୁଖ ଭୂମିକା ଗ୍ରହଣ କରି ଟ୍ରାନ୍ସଭାଲ କଂଗ୍ରେସର ସଭାପତି ନିର୍ବାଚିତ ହୋଇଥିଲେ ଏବଂ ୧୯୫୫ରେ "ପିପୁଲ ଅଫ କଂଗ୍ରେସ"କୁ ଉଦବୋଧନ ଦେଇଥିଲେ । ଜଣେ ଓକିଲ ଭାବେ କାର୍ଯ୍ୟ କରୁଥିବା ସମୟରେ ସନ୍ଦେହଜନକ କାର୍ଯ୍ୟକଳାପ ପାଇଁ ଓ ଜାତୀୟ କଂଗ୍ରେସ ନେତା ଭାବେ ୧୯୫୫ରୁ ୧୯୬୧ ଯାଏଁ ଦେଶଦ୍ରୋହ ପାଇଁ ଅଭିଯୁକ୍ତ ହୋଇଥିଲେ ମଧ୍ୟ ଶେଷରେ ନିର୍ଦ୍ଦୋଷ ସାବ୍ୟସ୍ତ ହୋଇଥିଲେ । ଯଦିଓ ଆନ୍ଦୋଳନ ଆରମ୍ଭରେ ସେ ଅହିଂସା ନୀତିରେ ବିଶ୍ୱାସ ରଖିଥିଲେ; କିନ୍ତୁ ସାଉଥ ଆଫ୍ରିକାନ କମ୍ୟୁନିଷ୍ଟ ପାର୍ଟି ସହ ମିଶି ୧୯୬୧ରେ "ଉମଖୋଂତ ୱେ ସିଜୱେ" ନାମରେ ଏକ ସଶସ୍ତ୍ର ବାହିନୀ ଗଠନ କରି, ସରକାର ବିରୁଦ୍ଧରେ ବହୁ ବୋମାମାଡ଼ର ନେତୃତ୍ୱ ନେଇଥିଲେ । ୧୯୬୨ ମସିହାରେ ଗଣସଂହାର ଓ ଅନ୍ତର୍ଘାତୀ କାର୍ଯ୍ୟପାଇଁ ଦୋଷୀ ସାବ୍ୟସ୍ତ ହୋଇ ରିଭିନିଆ ଶୁଣାଣୀରେ ଆଜୀବନ କାରାବାସ ପାଇଁ ଦଣ୍ଡ ପାଇଥିଲେ । ରଙ୍ଗଭେଦ ନୀତି ଓ ଅପାର୍ଥିଡ଼ ବିରୋଧରେ ଲଢ଼ି ସେ ନିଜ ଜୀବନକାଳର ୨୭ ବର୍ଷ କାଳ ରୋବେନ ଦ୍ୱୀପର କାରାଗାର, ପୋଲ୍ସମୁର କାରାଗାର ଓ ଭିକ୍ଟର ଭର୍ଷ୍ଟର କାରାଗାରରେ କଟାଇଥିଲେ । ତାଙ୍କୁ ମୁକ୍ତ କରିବା ପାଇଁ ଆନ୍ତର୍ଜାତିକ ଚାପ ବଢ଼ିବାରୁ ୧୯୯୦ରେ ଛାଡ଼ ପାଇଥିଲେ । ଜାତୀୟ କଂଗ୍ରେସର ସଭାପତି ଥିବା ସମୟରେ ମଣ୍ଡେଲା ନିଜର ଆତ୍ମଜୀବନୀ ପ୍ରକାଶ କରିଥିଲେ ଓ ତତକାଳୀନ ରାଷ୍ଟ୍ରପତି ଏଫ.ଡବଲ୍ୟୁ.
ଦ୍ରୌପଦୀ ମୁର୍ମୁ (ଜନ୍ମ: ୨୦ ଜୁନ ୧୯୫୮) ଜଣେ ଭାରତୀୟ ରାଜନୀତିଜ୍ଞା ଓ ଭାରତର ୧୫ତମ ତଥା ବର୍ତ୍ତମାନର ରାଷ୍ଟ୍ରପତି । ଭାରତର ରାଷ୍ଟ୍ରପତି ହେବାରେ ସେ ପ୍ରଥମ ଆଦିବାସୀ । ସେ ଭାରତୀୟ ଜନତା ପାର୍ଟିର ଦଳୀୟ ପ୍ରାର୍ଥୀ ଭାବେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରୁ ଦୁଇଥର (୨୦୦୦ ଏବଂ ୨୦୦୪ରେ) ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ଝାଡ଼ଖଣ୍ଡର ରାଜ୍ୟପାଳ (୨୦୧୫-୨୦୨୧) ଭାବରେ କାର୍ଯ୍ୟ କରିଥିଲେ । ବିଜୁ ଜନତା ଦଳ ଏବଂ ଭାରତୀୟ ଜନତା ପାର୍ଟିର ସଂଯୁକ୍ତ ଶାସନ ବେଳେ ସେ ବାଣିଜ୍ୟ ଏବଂ ଗମନାଗମନ ବିଭାଗର ସ୍ୱାଧୀନ ମନ୍ତ୍ରୀ ଭାବେ ୨୦୦୦ ମାର୍ଚ୍ଚ ୬ରୁ ୨୦୦୨ ଅଗଷ୍ଟ ୬ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ ଏବଂ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗରେ ମନ୍ତ୍ରୀ ଭାବେ ୨୦୦୨ ଅଗଷ୍ଟ ୬ରୁ ୨୦୦୪ ମଇ ୧୬ ପର୍ଯ୍ୟନ୍ତ କାର୍ଯ୍ୟକରିଥିଲେ ।
ଚାଖି ଖୁଣ୍ଟିଆ (ଅନ୍ୟ ନାମ: ଚନ୍ଦନ ହଜୁରୀ, ୧୮୨୭ - ୧୮୭୦) ଓଡ଼ିଶାର ଜନ୍ମିତ ଓ ସିପାହୀ ବିଦ୍ରୋହରେ ନେତୃତ୍ତ୍ୱ ନେଇଥିବା ଜଣେ ଯୋଦ୍ଧା । ସେ ପୁରୀ ଜଗନ୍ନାଥ ମନ୍ଦିରକୁ ଆସୁଥିବା ନେପାଳୀ ଭକ୍ତମାନଙ୍କର ପଣ୍ଡା ଥିଲେ । ୧୮୫୭ ମସିହାରେ ସିପାହୀ ବିଦ୍ରୋହ ବେଳେ ସେ ଉତ୍ତର-ପଶ୍ଚିମାଞ୍ଚଳର ହିନ୍ଦୁ ନେପାଳୀ ସୈନ୍ୟଙ୍କୁ ଇଂରେଜମାନଙ୍କ ବିପକ୍ଷରେ ଉତ୍ତେଜିତ କରିଥିଲେ । ପରେ ସେ ଧରାପଡ଼ି ବ୍ରିଟିଶମାନଙ୍କଦ୍ୱାରା ନିହତ ହୋଇଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଭାରତୀୟ ମହାକାଶ ଗବେଷଣା ସଂସ୍ଥା ବା ଇସ୍ରୋ ହେଉଛି ଭାରତ ସରକାରଙ୍କ ପ୍ରମୁଖ ମହାକାଶ ପ୍ରାଧିକରଣ । ଏହା ପୃଥିବୀର ଛଅଟି ବଡ଼ ସରକାରୀ ମହାକାଶ ପ୍ରାଧିକରଣ ମଧ୍ୟରୁ ଅନ୍ୟତମ ଯଥା: ଆମେରିକାର ନାସା (NASA), ଋଷିଆର RKA, ଇଉରୋପର ଇସା (ESA), ଚୀନର ସିନସଏ (CNSA) ଓ ଜାପାନର JAXA । ଏହି ସଂଗଠନର ମୂଳ ଉଦ୍ଦେଶ୍ୟ ହେଲା - ମହାକାଶ ତଥା ଗ୍ରହଜଗତ ସମ୍ବନ୍ଧରେ ତାତ୍ତ୍ୱିକ ଗବେଷଣା, ଅତ୍ୟାଧୁନିକ ମହାକାଶୀୟ ପ୍ରଯୁକ୍ତି ବିଦ୍ୟାର ଉନ୍ନତିକରଣ ଓ ଦେଶର ଉନ୍ନତିରେ ମହାକାଶର ପ୍ରୟୋଗ ।ଏହା ୧୯୬୯ରେ ପ୍ରତିଷ୍ଠା ହୋଇଥିଲା । ଭାରତୀୟ ରାଷ୍ଟ୍ରୀୟ ଅନ୍ତରୀକ୍ଷ ଅନୁସନ୍ଧାନ ସମିତି (INCOSPAR) ବଦଳରେ ସ୍ଥାପିତ ହୋଇଥିଲା । ଇସ୍ରୋ ମୁଖ୍ୟ କାର୍ଯାଳୟ ବାଙ୍ଗାଲୋରଠାରେ ଅବସ୍ଥିତ । ଏହା ଭାରତ ସରକାରଙ୍କ ମହାକାଶ ବିଭାଗ ଅନ୍ତର୍ଗତ ଅଟେ, ଯାହାକି ବର୍ତ୍ତମାନ ପ୍ରଧାନମନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟ କରୁଅଛି । ଇସ୍ରୋକୁ ପ୍ରତିଷ୍ଠା କରିବାରେ ଡକ୍ଟର ବିକ୍ରମ ଅମ୍ବାଲାଲ୍ ସରାଭାଇଙ୍କର ଉଲ୍ଲେଖନୀୟ ଯୋଗଦାନ ଓ ଆପ୍ରାଣ ପ୍ରଚେଷ୍ଟା ଯୋଁଗୁ ତାଙ୍କୁ ଭାରତୀୟ ମହାକାଶ କାର୍ଯ୍ୟକ୍ରମର ଜନକ ବୋଲି କୁହାଯାଏ ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣି ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହାକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହାଯାଏ । ପ୍ରତ୍ୟେକ ବେଦର ନିଜସ୍ୱ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।
ଭାଷା ହେଉଛି ଯୋଗାଯୋଗର ଜଟିଳ ପ୍ରଣାଳୀକୁ ଶିଖିବା ଓ ବ୍ୟବହାର କରିବା ପାଇଁ ଥିବା ମନୁଷ୍ୟର ସାମର୍ଥ୍ୟ ଏବଂ ଗୋଟିଏ ଭାଷା ହେଉଛି ଏହି ଜଟିଳ ଯୋଗାଯୋଗ ପ୍ରଣାଳୀର ଏକ ଉଦାହରଣ । ପୃଥିବୀରେ ସର୍ବମୋଟ କେତେ ଭାଷା ଅଛି ଏକଥା ସଠିକ ଭାବେ କହିବା ସମ୍ଭବ ନୁହେଁ ଏବଂ ଏହି ସଂଖ୍ୟା ଭାଷା (language) ଓ ଲୋକଭାଷା (dialects) ମଧ୍ୟରେ ସୂକ୍ଷ୍ମ ପ୍ରଭେଦ ଉପରେ ନିର୍ଭର କରେ । ତଥାପି ଆକଳନ କରାଯାଇଛି ଯେ ଏହି ସଂଖ୍ୟା ୬୦୦୦ରୁ ୭୦୦୦ ହେବ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନ୍ସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମର ଜଣେ ନାୟିକା ଥିଲେ । ସ୍ୱଦେଶ ଓ ସ୍ୱଜାତିକୁ ପରାଧୀନତାର ବନ୍ଧନରୁ ମୁକ୍ତ କରିବା ପାଇଁ ସେ ସଂଗ୍ରାମ କରିଥିଲେ । ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗଚାଳନା, ଅଶ୍ୱାରୋହଣ, ବିଭିନ୍ନ ପ୍ରକାର ଶାରୀରିକ ବ୍ୟାୟାମ, ଦୁର୍ଦ୍ଦାନ୍ତ ହସ୍ତୀମାନଙ୍କୁ ଆୟତ କରିବା ଆଦି କଳାରେ ସେ ପାରଙ୍ଗମ ଥିଲେ ।
କାର୍ଲ ହେନେରିକ ମାର୍କସ (୫ ମଇ ୧୮୧୮-୧୪ ମାର୍ଚ ୧୮୮୩) ଜଣେ ଜର୍ମାନୀୟ ଦାର୍ଶନିକ, ଅର୍ଥନୀତିୀ, ସମାଜବାଦୀ, ଐତିହାସିକ ତଥା ସାମ୍ୟବାଦର ପ୍ରଣେତା ଥିଲେ । ଅର୍ଥନୀତିରେ ମାର୍କସଙ୍କ ଗବେଷଣା, ଶ୍ରମିକ ବର୍ଗର ଅର୍ଥନୈତିକ ଅବସ୍ଥା ବୁଝିବା ପାଇଁ ମୂଳଦୁଆ କୁହାଯାଇପାରେ ଏବଂ ଏହା ପରବର୍ତ୍ତୀ ସମୟରେ ଅନେକ ଅର୍ଥନୀତିୀୟ ଚିନ୍ତାଧାରାକୁ ପ୍ରଭାବିତ କରିଛି । ସେ ତାଙ୍କ ଜୀବନକାଳ ମଧ୍ୟରେ ଅନେକ ପୁସ୍ତକର ରଚନା କରିଥିଲେ ଯେଉଁଗୁଡ଼ିକ ମଧ୍ୟରୁ ଦି କମ୍ୟୁନିଷ୍ଟ ମ୍ୟାନିଫେଷ୍ଟୋ (୧୮୪୮) ଏବଂ ଦାସ କ୍ୟାପିଟାଲ ବହୁ ଗୁରୁତ୍ତ୍ୱପୂର୍ଣ୍ଣ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ବିଶ୍ୱନାଥ କର (ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା) - (୧୮୬୪ - ୧୯୩୪) ଜଣେ ଓଡ଼ିଆ ସମାଜ ସଂସ୍କାରକ, ସଂପାଦକ, ପ୍ରାବନ୍ଧକ, ବାଗ୍ମୀ ଓ ସ୍ୱାଧୀନତା ସଂଗ୍ରାମୀ ଥିଲେ । ସେ 'ଉତ୍କଳ ସାହିତ୍ୟ' ପତ୍ରିକାର ସମ୍ପାଦକ ଥିଲେ । ସେ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ଓ ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ ସେ "ରାୟ ବାହାଦୁର" ଉପାଧୀ ପ୍ରାପ୍ତ ହୋଇ ତାହାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ 'ବିବିଧା ପ୍ରବନ୍ଧ' ପୁସ୍ତକ ରଚନା କରିଥିଲେ । 'ବିବିଧା ପ୍ରବନ୍ଧ' ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ 'ଉତ୍କଳ ସାହିତ୍ୟ' ପତ୍ରିକାରେ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଓଡ଼ିଶାରେ ବିଭିନ୍ନ ସମୟରେ ଓଡ଼ିଆ ଭାଷା ପାଇଁ ହୋଇଥିବା ଆନ୍ଦୋଳନଗୁଡ଼ିକ ସାମୁହିକ ଭାବେ ଓଡ଼ିଆ ଭାଷା ଆନ୍ଦୋଳନ ଭାବେ ଜଣା । ଆଧୁନିକ ଇତିହାସରେ ଏହା ପ୍ରଥମେ ୧୮୬୬ ବ୍ରିଟିଶ ଶାସନ କାଳରେ ଆରମ୍ଭ ହୋଇ ୧୯୦୩ ମସିହାରେ ଏକ ବିଶାଳ ଆନ୍ଦୋଳନର ରୂପ ନେଇଥିଲା । ଏହାର ପରିଣତି ସ୍ୱରୂପ ୧୯୩୬ ମସିହାରେ ଭାଷା ଭିତ୍ତିରେ ଭାରତର ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ଗଠିତ ହୋଇଥିଲା ।୧୯୫୪ ଓଡ଼ିଶା ରାଜଭାଷା ଆଇନ ଅନୁସାରେ ଓଡ଼ିଶାରେ ଓଡ଼ିଆ ରାଜଭାଷା ଭାବେ ବ୍ୟବହାର ହେବାର ନିୟମ ଗୃହୀତ ହୋଇଥିଲା। ୧୯୫୪ ମସିହାରେ ଓଡ଼ିଶା ବିଧାନ ସଭାରେ ପ୍ରଣୀତ ହେବା ପରେ ୧୯୬୬, ୧୯୬୮, ୧୯୮୫, ୧୯୯୫ ଓ ୨୦୧୨ ମସିହାର ଏହି ଆଇନକୁ କାର୍ଯ୍ୟକାରୀ କରିବା ନିମନ୍ତେ କିଛି ଆଦେଶନାମା ଜାରି ହୋଇଥିଲା। ୧୯୮୫ ଓ ୧୯୯୫ ମସିହାର ତତ୍କାଳୀନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକ ଏହା କାର୍ଯ୍ୟକାରୀ କରିବାକୁ ଉଦ୍ୟମ କରିଥିଲେ। । ପରେ ଓଡ଼ିଆ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ଛତିଶଗଡ଼ରେ ଦ୍ୱିତୀୟ ରାଜଭାଷାର ସ୍ୱୀକୃତି ପାଇବା ପରେ ଓଡ଼ିଆ ଭାଷା ଓଡ଼ିଶାର ବିଚ୍ଛିନ୍ନାଞ୍ଚଳରେ ଶିକ୍ଷା, ଆଇନ ଓ ଶାସନର ଭାଷା ହେବାର ସୁଯୋଗ ମିଳିଲା ।
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି।
ଗୋପାଳ ଚନ୍ଦ୍ର ପ୍ରହରାଜ (୨୭ ସେପ୍ଟେମ୍ବର ୧୮୭୪-୧୬ ମଇ ୧୯୪୫) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଭାଷାବିଦ୍, ଲେଖକ, ବିଶ୍ୱକୋଷକାର ଓ ବାରିଷ୍ଟର ଥିଲେ । ତାଙ୍କର ଜନ୍ମ ଓଡ଼ିଶାର କଟକ ଜିଲ୍ଲାର ସିଦ୍ଧେଶ୍ୱରପୁରଠାରେ ହୋଇଥିଲା । ସେ ସାମାଜିକ, ରାଜନୈତିକ ଏବଂ ସେତେବେଳର ପ୍ରଚଳିତ ସଂସ୍କୃତି ଭିତ୍ତିକ ଅନେକ ବ୍ୟଙ୍ଗ ଏବଂ ବିଶ୍ଳେଷିତ ପ୍ରବନ୍ଧମାନ ଉତ୍କଳ ସାହିତ୍ୟ, ରସଚକ୍ର, ନବଭାରତ, ସତ୍ୟ ସମାଚାର ଭଳି ପତ୍ରିକାରେ ଲେଖୁଥିଲେ ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବିମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
କନ୍ନନ ଅୟର ଜଣେ ଭାରତୀୟ ଲେଖକ, କଥାଚିତ୍ର ନିର୍ଦ୍ଦେଶକ ଏବଂ ଅଭିନେତା । ସେ ଡାଉଦ୍ (୧୯୯୭) ଏବଂ ଭିକ୍ଟର (୨୦୦୯) ପରି କଥାଚିତ୍ର ଲେଖିଛନ୍ତି ଏବଂ ଇମ୍ରାନ ହାସମୀ, କୋଙ୍କଣା ସେନ୍ ଶର୍ମା ଏବଂ ହୁମା କୁରୈଶୀଙ୍କ ଅଭିନୀତ ଏକ କଥଚିତ୍ର ଏକ୍ ଥି ଡାୟନ୍ର ନିର୍ଦ୍ଦେଶନା ଦେଇଛନ୍ତି । ଏହି କଥାଚିତ୍ରଟିକୁ ସମୀକ୍ଷକମାନେ ପସନ୍ଦ କରିବା ସହିତ ବ୍ୟବସାୟିକ ସଫଳତ ମିଳିଥିଲା ।
ଡେଙ୍ଗୁ ଜ୍ୱର ଏକ ମଶା ବାହିତ (mosquito-borne ଗ୍ରୀଷ୍ମ ମଣ୍ଡଳୀୟ ରୋଗ (tropical disease) ଯାହା ଡେଙ୍ଗୁ ଭୁତାଣୁଦ୍ୱାରା (dengue virus) ହୁଏ । ଦେହରେ ସଂକ୍ରମଣ ପ୍ରବେଶ ପରେ ୩ରୁ ୧୪ ଦିନ ମଧ୍ୟରେ ଏହାର ଲକ୍ଷଣ ବାହାରେ । ଏହି ରୋଗରେ ଅଧିକ ଜ୍ୱର, ମୁଣ୍ଡ ବିନ୍ଧା, ବାନ୍ତି, ମାଂସପେଶୀ ଯନ୍ତ୍ରଣା (muscle|), ଗଣ୍ଠି ଯନ୍ତ୍ରଣା (joint pains) ଓ ଏକ ନିର୍ଦ୍ଦିଷ୍ଟ ପ୍ରକାରର ଚର୍ମ ରାସ୍ (skin rash) ହୁଏ । ଏହା ୨/୩ ଦିନ ମଧ୍ୟରେ ଉପଶମ ହୋଇଯାଏ । ଅଳ୍ପ ଅନୁପାତରେ ଏହି ରୋଗ ସାଂଘାତିକ ହୋଇ ଡେଙ୍ଗୁ ରକ୍ତସ୍ରାବୀ ଜ୍ୱରରେ ପରିବର୍ତ୍ତିତ ହୋଇ ରକ୍ତସ୍ରାବ (bleeding), ସ୍ୱଳ୍ପ ପ୍ଲାଟେଲେଟ ସ୍ତର (low levels of blood platelets), ରକ୍ତ ପ୍ଲାଜ୍ମା (blood plasma) ଝରଣ (leak) ଓ ଶେଷରେ ଡେଙ୍ଗୁ ସିଣ୍ଡ୍ରୋମ ହୁଏ ଯେଉଁଥିରେ ଅତ୍ୟଧିକ ନିମ୍ନ ରକ୍ତଚାପ (dangerously low blood pressure) ହୁଏ । ଡେଙ୍ଗୁ ରୋଗ ଅନେକ ପ୍ରକାରର ଏଡିସ (Aedes) ଜାତିର ମଶା (mosquito) ବିଶେଷତଃ ଏ ଇଜିପ୍ଟିଦ୍ୱାରା (A. aegypti) ମୂଖ୍ୟତଃ ସୃଷ୍ଟି ହୁଏ । ପାଞ୍ଚ ପ୍ରକାରର ଏହି ଭୁତାଣୁ ଅଛନ୍ତି; ସେଥିମଧ୍ୟରୁ ଗୋଟିଏ ପ୍ରକାରର ଭୁତାଣୁଦ୍ୱାରା ସଂକ୍ରମିତ ହେଲେ ସେହି ପ୍ରକାର ଭୁତାଣୁ ନିମନ୍ତେ ଜୀବନବ୍ୟାପୀ ଇମ୍ମ୍ୟୁନିଟି (immunity) ହୁଏ, ଅନ୍ୟ ପ୍ରକାର ଭୁତାଣୁ ନିମନ୍ତେ ସ୍ୱଳ୍ପକାଳୀନ ଇମ୍ମ୍ୟୁନିଟି ରହେ । ଅନ୍ୟ ପ୍ରକାର ଭୁତାଣୁଦ୍ୱାରା ସଂକ୍ରମିତ ହେଲେ ସାଂଘାତିକ ଜଟିଳତା ସୃଷ୍ଟି ହେବା ସମ୍ଭାବନା ଥାଏ । ରୋଗ ନିଶ୍ଚିତ କରିବା ନିମନ୍ତେ ଅନେକ ପ୍ରକାରର ପରୀକ୍ଷା ଅଛି, ସେମାନଙ୍କ ମଧ୍ୟରୁ ଭୁତାଣୁ ଆଣ୍ଟିବଡି (antibodies) ଓ ଭୁତାଣୁର ଅରଏନଏ (RNA) ଅନୁସନ୍ଧାନ କରି ପାଇଲେ ନିଶ୍ଚିତ ହୋଇଯାଏ । ଗୋଟିଏ ନୂଆ ଡେଙ୍ଗୁ ଜ୍ୱର ଟିକା (vaccine for dengue fever) ବ୍ୟବହାର ନିମନ୍ତେ ତିନୋଟି ଦେଶରେ ଅନୁମୋଦନ ଲାଭ କରିଛି । ମଶାଙ୍କର ରହିବା ସ୍ଥାନ କମେଇ ଓ କାମୁଡ଼ିବାକୁ ନ ଦେଇ ଏହି ରୋଗ ପ୍ରତିରୋଧ କରିହେବ । ସ୍ଥିର ଜଳ ନିଷ୍କାସନ କରି ଓ ଦେହକୁ ଲୁଗାରେ ଆବୃତ କରି ଏହା ସମ୍ଭବପର କରିହେବ । ମଧ୍ୟମ ଓ ସାମାନ୍ୟ ଧରଣର ରୋଗ ପାଇଁ ସାହାଯ୍ୟକାରୀ ଚିକିତ୍ସା ଓ ତରଳ ପଦାର୍ଥ ପାଟିରେ ବା ଶିରାଭ୍ୟନ୍ତରରେ (intravenously) ଦିଆଯାଏ । ସାଂଘାତିକ ରୋଗରେ ରକ୍ତ ପରିଦାନ (blood transfusion) ଦରକାର ହୁଏ । ପ୍ରତି ବର୍ଷ ପ୍ରାୟ ୫ ଲକ୍ଷ ଲୋକଙ୍କର ଆଡମିଶନ ଆବଶ୍ୟକ ହୁଏ । ନନ୍ସ୍ଟିରଏଡାଲ ଆଣ୍ଟି-ଇନଫ୍ଲାମେଟରି ଡ୍ରଗ (nonsteroidal anti-inflammatory drug) ଯୋଗୁ ଅଧିକ ରକ୍ତସ୍ରାବ ଅଧିକ ହେଉଥିବାରୁ ତା ବଦଳରେ ଆଇବୁପ୍ରୋଫେନ ଔଷଧ ବ୍ୟବହାର କରିବାକୁ ସୁପାରିସ କରାଯାଉଛି । ଦ୍ୱିତୀୟ ବିଶ୍ୱଯୁଦ୍ଧ ପରଠାରୁ ଡେଙ୍ଗୁ ଏକ ପୃଥିବୀବ୍ୟାପି ସମସ୍ୟା ହୋଇ ଠିଆ ହୋଇଛି ଓ ପ୍ରାୟ ୧୧୦ଟି ଦେଶରେ ଏହା ସ୍ଥାନୀକ ରୋଗ (endemic) ହୋଇ ରହିଛି । ପ୍ରତି ବର୍ଷ ପ୍ରାୟ ୫୦ରୁ ୫୨୮ ନିୟୁତ ଲୋକ ସଂକ୍ରମିତ ହେଉଛନ୍ତି ଓ ତାଙ୍କ ମଧ୍ୟରୁ ୧୦୦୦୦ରୁ ୨୦,୦୦୦ ଲୋକ ମରୁଛନ୍ତି । ସନ ୧୭୭୯ରୁ ଏହି ରୋଗ ବିଷୟରେ ବର୍ଣ୍ଣନା ଲିଖିତ ଅଛି । ବିଂଶ ଶତାବ୍ଦୀ ପ୍ରାରମ୍ଭରୁ ଏହି ରୋଗର କାରଣ ଓ ସଞ୍ଚାର ବିଷୟ ମଣିଷ ଜାଣିଛି । ମଶା ନିଶ୍ଚିହ୍ନ କରିବା ସହିତ ଭୁତାଣୁ ନିମନ୍ତେ ଔଷଧ ତିଆରି କାମ ଚାଲିଛି । ଏହାକୁ ଉପେକ୍ଷା କରାଯାଇଥିବା ଟ୍ରପିକାଲ ରୋଗ (neglected tropical disease) ଭାବରେ ବର୍ଗୀକରଣ କରାଯାଇଛି ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଜଗତର ନାଥ ଶ୍ରୀ ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା, ଛତିଶଗଡ଼, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର, ଆସାମ, ମଣିପୁର ଏବଂ ତ୍ରିପୁରା ତଥା ବଙ୍ଗଳାଦେଶରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରା ଓ ସୁଦର୍ଶନଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ନୀଳମାଧବ ମନ୍ଦିର ଓଡ଼ିଶାର କଣ୍ଟିଲୋଠାରେ ଅବସ୍ଥିତ ଏକ ପୁରାତନ ହିନ୍ଦୁ ମନ୍ଦିର । ଏହା କଣ୍ଟିଲୋରେ ଚିତ୍ରୋତ୍ପଳା (ମହାନଦୀ) କୂଳରେ ଓ ଏହା ଜଙ୍ଗଲବେଷ୍ଟିତ ଯାଆଁଳା ବ୍ରହ୍ମାଦ୍ରି ପର୍ବତ ଉପରେ ଅବସ୍ଥିତ । ଏଠାରେ ପୂଜିତ ଦେବତା ନୀଳମାଧବ । ନୀଳମାଧବଙ୍କ ମୂର୍ତ୍ତି ପାଦରୁ ଜଳର ଏକ ସ୍ଥାୟୀ ପ୍ରବାହ ଏଠାରେ ରହିଛି । ଏହି ମନ୍ଦିର ନିକଟରେ ସିଦ୍ଧେଶ୍ୱର ମଧ୍ୟ ପୂଜିତ ହୋଇଥାନ୍ତି । କଣ୍ଟିଲୋ ବ୍ୟତୀତ ପୁରୀ ଜଗନ୍ନାଥ ମନ୍ଦିରର ଲକ୍ଷ୍ମୀ ମନ୍ଦିର ଡାହାଣ ପାର୍ଶ୍ୱରେ ମଧ୍ୟ ନୀଳମାଧବ ପୂଜିତ ହୁଅନ୍ତି । ଏହି ମନ୍ଦିରେ ଗଠନ ପୁରୀର ଜଗନ୍ନାଥ ମନ୍ଦିର ପରି । ଚିତ୍ରୋତ୍ପଳା, କୁଆଁରିଆ ଏବଂ କୁସୁମୀ ତିନୋଟି ନଦୀ ମିଳନ ସ୍ଥଳ ଏହି ମନ୍ଦିର ହୋଇଥିବାରୁ ଏହାକୁ ଓଡ଼ିଶାର ତ୍ରିବେଣୀ ସଙ୍ଗମ କୁହାଯାଏ । ପ୍ରୟାଗରେ (ଆଲ୍ଲାହାବାଦ) ବେଣୀମାଧବ ପୂଜିତ ହେଲା ଭଳି ଏଠାରେ ନୀଳମାଧବ ପୂଜିତ ।
ଆମ ଚାରିଆଡ଼େ ବାୟୁମଣ୍ଡଳ ଘେରି ରହିଛି । ଏହି ବାୟୁମଣ୍ଡଳର ଓଜନ ରହିଛି । ତେଣୁ ଏହା ଆମ ଉପରେ ଚାପ ପକାଏ । କେବଳ ଆମେ କାହିଁକି, ପୃଥିବୀ ପୃଷ୍ଠରେ ଚାରିଆଡ଼େ ଏହା ଚାପ ପକାଏ । ପୃଥିବୀ ପୃଷ୍ଠରେ ପ୍ରତିବର୍ଗ ଏକକ ସ୍ଥାନ ଉପରେ ବାୟୁ ଖମ୍ବର ଯେଉଁ ଓଜନ ରହିଥାଏ ତାହାକୁ ବାୟୁ ଚାପ କୁହାଯାଏ । ସମୁଦ୍ର ପତ୍ତନରେ ବାୟୁ ଚାପ ସବୁଠାରୁ ଅଧିକ ରହେ । ମାତ୍ର ଉପରକୁ ଗଲେ ବାୟୁଚାପ କମି କମି ଯାଏ । ବାୟୁର ଚାପ ମାପ ପାଇଁ ଯେଉଁ ଉପକରଣ ବ୍ୟବହାର କରାଯାଏ ତାହାକୁ ବାୟୁ ଚାପମାନ ଯନ୍ତ୍ର ବା ବାରୋମିଟର କୁହାଯାଏ । ଚାପମାନ ଯନ୍ତ୍ର ବା ବାରୋମିଟର ହେଉଛି ଦୁଇ ପ୍ରକାରର । ତାହା ହେଲା ପାରଦ ଚାପମାନ ଯନ୍ତ୍ର ଓ ଆନିରଏଡ଼ ଚାପମାନ ଯନ୍ତ୍ର । ୧୬୪୩ ମସିହାରେ ଇଟାଲିର ବୈଜ୍ଞାନିକ ଇଭାେଞ୍ଜଲିସ୍ତା ଟରିସେଲି ପ୍ରଥମେ ଗୋଟିଏ ପାରଦ ଚାପମାନ ଯନ୍ତ୍ର ତିଆରି କରିଥିଲେ । ଏହି ଚାପମାନ ଯନ୍ତ୍ରରେ ୮୪ ସେ.ମି. ଉଚ୍ଚର ଗୋଟିଏ କାଚନଳୀରେ ପାରଦ ଭିର୍ କରି ତାହାକୁ ଗୋଟିଏ ପାରଦ ଭିର୍ ବଡ଼ ପାତ୍ର ଉପରେ ଓଲଟାଇ ରଖାଯାଇଥାଏ । ପାତ୍ରର ପାଦର ଉପରେ ବାୟୁଚାପ ପଡ଼ିବାରୁ କାଚ ନଳୀର ପାରଦକୁ ଉପରକୁ ଉଠି ସମୁଦ୍ର ପତନରେ କାଚନଳୀଟିରେ ପାରଦ ସ୍ତମ୍ଭର ଉଚ୍ଚତା ୭୬ ସେ.ମି. ରହେ । ମାତ୍ର ସମୁଦ୍ର ପତନରୁ ଉପରକୁ ଗଲେ ବାୟୁର ଚାପ କମି ଯାଉଥିବାରୁ କାଚନଳୀ ମଧ୍ୟରେ ପାରଦ ସ୍ତମ୍ଭର ଉଚ୍ଚତା କମିକମି ଯାଏ । ଏହି ଚାପମାନ ଯନ୍ତ୍ରଟିରେ ବାୟୁର ଚାପକୁ ଅତି ନିର୍ଭୁଲ ଭାବେ ମାପ କରାଯାଇଥାଏ । ମାତ୍ର ଏହା ଆକାରରେ ଖୁବ୍ ବଡ଼ ହୋଇଥିବାରୁ ଏହାକୁ ବ୍ୟବହାର ଓ ନେବା ଆଣିବା କରିବାରେ ଅସୁବିଧା ହୁଏ । ଆନିରଏଡ଼ ଚାପମାନ ଯନ୍ତ୍ରକୁ ଉନବିଂଶ ଶତାବ୍ଦୀରେ ଫରାସୀ ଉଦ୍ଭାବକ ଲୁସିଏନ ଭିଡ଼ି ଏହାର ଉଦ୍ଭାବନ କରିଥିଲେ । ଏହି ଚାପମାନଯନ୍ତ୍ରଟିରେ ଗୋଟିଏ ଧାତୁ ନର୍ମିତ ନିବୁଜ ବାକ୍ସ ଥାଏ । ଏହି ପାତ୍ରଟିରୁ ବାୟୁ ବାହାର କରି ତାହାକୁ ବାୟୁ ଶୂନ୍ୟ କରାଯାଇଥାଏ । ବାହାରର ବାୟୁଚାପ ବଢ଼ିଗଲେ ବାକ୍ସଟି ଚାପ ପାଇ ସଙ୍କୁଚିତ ହୋଇଯାଏ । ମାତ୍ର ବାୟୁ ଚାପ କମିଗଲେ ବାକ୍ସିଟି ଫୁଲିଯାଏ । ଚାପ ଅନୁସାରେ ବାକ୍ସ ସହ ଲାଗିଥିବା କାଟି ଘୂରିବୁଲି ଗୋଲାକାର ଡ୍ରମ ଉପରେ ବାୟୁ ଚାପକୁ ସୂଚାଇଥାଏ । ଏହି ଚାପମାନ ଯନ୍ତ୍ରଟି ଛୋଟ ହୋଇଥିବାରୁ ଏହାକୁ ନେବା ଆଣିବା ଓ ବ୍ୟବହାର କରିବା ସହଜ ହୋଇଥାଏ । ମାତ୍ର ଏହା ସାହାଯ୍ୟରେ ନିର୍ଭୁଲ ଭାବେ ବାୟୁ ଚାପ ମାପ କରାଯାଇପାରେ ନାହିଁ । ଏହି ଚାପମାନ ଯନ୍ତ୍ରରେ ବାୟୁଚାପକୁ ମିଲିବାର ଏକକରେ ମାପ କରାଯାଏ । ସମୁଦ୍ର ପନରେ ବାୟୁର ସାଧାରଣ ଚାପ ୧୦୧୩ ମିଲିବାର ହୋଇଥାଏ । ଏହା ପ୍ରତି ବର୍ଗ ସେ.ମି.
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
କୁପୋଷଣ (ଅପପୁଷ୍ଟି ବା ପୁଷ୍ଟିମାନ୍ଦ୍ୟ ନାମରେ ମଧ୍ୟ ଜଣା, ଇଂରାଜୀ: Malnutrition ବା malnourishment) ଏକ ସ୍ୱାସ୍ଥ୍ୟ ସମସ୍ୟା ଅବସ୍ଥା ଯାହା ଯଥେଷ୍ଟ ପୋଷକ ନ ଥିବା କିମ୍ବା ମାତ୍ରାଧିକ ପୋଷକ ଥିବା ଖାଦ୍ୟ ଖାଇବା ଫଳରେ ସୃଷ୍ଟି ହୁଏ । ଖାଦ୍ୟରେ ଅନେକ ଧରଣର ପୋଷକ ଥାଏ । ଶ୍ୱେତସାର, ପୁଷ୍ଟିସାର, ଜୀବସାର, ଖାଦ୍ୟ ଲବଣ ଓ କ୍ୟାଲୋରିକୁ ପୋଷକ କୁହାଯାଏ । କୁପୋଷଣ ଅଧିକାଂଶ ସମୟରେ ଅପପୁଷ୍ଟିକୁ ବୁଝାଏ ଯେଉଁଥିରେ ଯଥେଷ୍ଟ କ୍ୟାଲୋରି, ପୁଷ୍ଟିସାର କିମ୍ବା ମାଇକ୍ରୋପୋଷକ ନ ଥାଏ ତଥା ଅଧିକ ପୋଷଣକୁ (overnutrition) ମଧ୍ୟ ବୁଝାଏ । ଗର୍ଭାବସ୍ଥା ଓ ଦୁଇ ବର୍ଷ ବୟସରୁ କମ ଥିବା ପିଲାଙ୍କର ଅପପୁଷ୍ଟି ହେଲେ ଶାରୀରିକ ତଥା ମାନସିକ ବୃଦ୍ଧି ହୋଇପାରେ ନାହିଁ । ଅତ୍ୟଧିକ ପୋଷକ ଅଭାବ ଯେପରିକି ଉପବାସ ଅବସ୍ଥା ହେଲେ ଉଚ୍ଚତା କମ୍ ହୁଏ, ପତଳା ଶରୀର ହୁଏ, ଶକ୍ତିସ୍ତର କମିଯାଏ ଓ ପେଟ ତଥା ଗୋଡ଼ ଫୁଲିଯାଏ । ଏଥିରେ ଲୋକର ଅଧିକ ରୋଗ ସଂକ୍ରମଣ ହୁଏ ଓ ଦେହ ଥଣ୍ଡା ରହେ । ମାଇକ୍ରୋପୋଷକ ଅଭାବ ଲକ୍ଷଣ ତାହାର ପ୍ରକାର ଅନୁସାରେ ହୁଏ । କୁପୋଷଣ ଏକ ଏପରି ଅବସ୍ଥା ଯାହା ଖାଉଥିବା ଖାଦ୍ୟରେ କେତେକ ପୋଷକର ଅଭାବ, ଆଧିକ୍ୟ, କିମ୍ବା ଅସନ୍ତୁଳିତ ଥିବା ଯୋଗୁ ଉପୁଜେ । ଏହାକୁ ଇଂରାଜୀରେ ମାଲ୍ନ୍ୟୁଟ୍ରିସନ୍ (Malnutrition) ବା ମାଲନରିସମେଣ୍ଟ (malnourishment) କହନ୍ତି । ଖାଦ୍ୟରେ ଅନେକ ଧରଣର ପୋଷକ ଥାଏ ଯଥା ଶ୍ୱେତସାର, ପୁଷ୍ଟିସାର, ଜୀବସାର, ଖାଦ୍ୟ ଲବଣ ଓ କ୍ୟାଲୋରିକୁ ପୋଷକ କୁହାଯାଏ । ଓଡ଼ିଆରେ ସାଧାରଣତଃ ଭୁଲ୍ କ୍ରମେ ଏହାକୁ ଖାଦ୍ୟାଭାବ ବୋଲି ଧରାଯାଏ । ତେଣୁ ପୋଷକର ପ୍ରାବଲ୍ୟ ବା ଅଭାବ ଭେଦରେ ବିଭିନ୍ନ ପ୍ରକାରର ପୋଷକ ରୋଗ ହୁଏ । ପୃଥିବୀର ଅଧିକାଂଶ ସ୍ଥାନରେ ଖାଦ୍ୟାଭାବ ତଥା କ୍ୟାଲୋରି ଓ ପ୍ରୋଟିନ ଅଭାବ ଜନିତ ଅପପୁଷ୍ଟି ଦେଖାଯାଏ । ସ୍ୱଳ୍ପ ବିକଷିତ ରାଷ୍ଟ୍ରମାନଙ୍କରେ ଅପପୁଷ୍ଟି ଦେଖାଯାଏ । କାରଖାନା ପ୍ରବଣ ଦେଶମାନଙ୍କରେ ମଧ୍ୟ ଏହା ଦେଖାଯାଏ । ଧନୀ ଦେଶମାନଙ୍କରେ ଅସ୍ୱାସ୍ଥ୍ୟକର ଖାଦ୍ୟ, ଅଧିକ ଶକ୍ତି ସମ୍ପର୍ଣ୍ଣ ଚର୍ବି ଓ ଶ୍ୱେତସାର ଖାଦ୍ୟ ଖାଇବା ଯୋଗୁ ହୁଏ । ପୃଥୁଳତା ଗୋଟିଏ ଜନ ସ୍ୱାସ୍ଥ୍ୟ ସମସ୍ୟା ରୂପେ ଉଭା ହେଲାଣି । ଉତ୍ତମ ମାନର ଖାଦ୍ୟ ଖାଇବାକୁ ନ ମିଳିଲେ ଅପପୁଷ୍ଟି ହୁଏ । ଖାଦ୍ୟର ଅତ୍ୟଧିକ ଦାମ୍ ଓ ଦାରିଦ୍ର୍ୟ ଯୋଗୁ ଏହା ସମ୍ଭବ ହୁଏ । ସ୍ତନ୍ୟପାନ ନ କରିବା, ଗ୍ୟାସ୍ଟ୍ରୋଏଣ୍ଟେରାଇଟିସ, ନିମୋନିଆ, ମ୍ୟାଲେରିଆ ଓ ମିଳିମିଳା ଭଳି ସଂକ୍ରାମକ ରୋଗ ହେଲେ ପୋଷଣ ଆବଶ୍ୟକତା ବଢ଼େ ଓ ଫଳତଃ ଏହି କୁପୋଷଣ କରିବାରେ ସାହାଯ୍ୟ କରନ୍ତି । ପୁଷ୍ଟିସାର-କୁପୋଷଣ ଓ ଖାଦ୍ୟାଭାବ, ଏହି ଦୁଇ ପ୍ରକାର ଅପପୁଷ୍ଟି ଦେଖାଯାଏ । ପୁଷ୍ଟିସାର କୁପୋଷଣ ଦୁଇ ଗମ୍ଭୀର ପ୍ରକାର ଥାଏ: ମାରାସ୍ମସ୍ (marasmus), ଯେଉଁଥିରେ କ୍ୟାଲୋରି ଓ ପୁଷ୍ଟିସାର ଅଭାବ ଥାଏ ଓ କ୍ୱାସିଓର୍କର (kwashiorkor) ଯେଉଁଥିରେ ପୁଷ୍ଟିସାର ଅଭାବ ଥାଏ । ସାଧାରଣ ମାଇକ୍ରୋନ୍ୟୁଟ୍ରିଏଣ୍ଟ ମଧ୍ୟରେ ଲୌହ, ଆୟୋଡିନ ଓ ଭିଟାମିନ ଏ ଅଭାବ ଅଭାବ ମୂଖ୍ୟସ୍ଥାନରେ ଥାଏ । ଗର୍ଭାବସ୍ଥାରେ ଅଧିକ ଚାହିଦା ଯୋଗୁ ପୋଷକ ନିଅଣ୍ଟ ଅଧିକ ପଡ଼େ । କେତେକ ବିକାଶଶୀଳ ଦେଶମାନଙ୍କରେ ଅପପୁଷ୍ଟି ସାଥିରେ କେତେକ ଗୋଷ୍ଠୀରେ ମୋଟାପଣ ମଧ୍ୟ ଦେଖାଯାଉଛି । କୁପୋଷଣର ଅନ୍ୟ କାରଣମାନଙ୍କ ମଧ୍ୟରେ ଆନୋରେକ୍ସିଆ ନର୍ଭୋସା (anorexia nervosa) ଓ ବାରିଆଟ୍ରିକ ଅପରେଶନ (bariatric surgery) ଅନ୍ୟତମ । ବୟସ୍କମାନଙ୍କ କ୍ଷେତ୍ରରେ ଶାରୀରିକ, ମନସ୍ତାତ୍ତ୍ୱିକ ଓ ସାମାଜିକ ପ୍ରଭାବ ଯୋଗୁ ଅଧିକ କୁପୋଷଣ ଦେଖାଯାଏ । ବିକାଶ ଯୋଜନାରେ ପୋଷକ ଉନ୍ନତି ପ୍ରଚେଷ୍ଟା ଅତି ଫଳପ୍ରଦ ବ୍ୟବସ୍ଥା ଅଟେ । ସ୍ତନ୍ୟପାନ କରାଇଲେ ଶିଶୁ କୁପୋଷଣ ଓ ମୃତ୍ୟୁ ହାର କମାଏ, ଓ ପ୍ରଚେଷ୍ଟାଦ୍ୱାରା ଉନ୍ନତି ହାର ବଢ଼େ । ୬ ମାସରୁ ୨ ବର୍ଷ ବୟସ ମଧ୍ୟରେ ସ୍ତନ୍ୟପାନ ସହ ଅନ୍ୟ ଖାଦ୍ୟ ଦେଲେ ଫଳାଫଳ ଉନ୍ନତ ହୁଏ । ବିକାଶଶୀଳ ଦେଶମାନଙ୍କରେ ଅନେକ ମାଇକ୍ରୋନ୍ୟୁଟ୍ରିଏଣ୍ଟ ଦେଇ ଖାଦ୍ୟପୂର୍ତ୍ତି (supplementation) କଲେ ଉପକାରର ପ୍ରମାଣ ମିଳୁଛି । ଅଭାବୀ ଲୋକଙ୍କୁ ଅର୍ଥ ସାହାଯ୍ୟ କରିବାଦ୍ୱାରା ସେମାନେ ସ୍ଥାନୀୟ ବଜାରରୁ ଖାଦ୍ୟ କିଣି ଖାଇବା ଫଳପ୍ରଦ ହୁଏ । କେବଳ ସ୍କୁଲରେ ଖାଦ୍ୟ ଖୁଏଇବା ଯଥେଷ୍ଟ ନୁହେଁ । ଅଧିକାଂଶ ସମୟରେ ଗମ୍ଭୀର କୁପୋଷଣ ରୋଗୀକୁ ତାଙ୍କର ନିଜ ଘରେ ପ୍ରସ୍ତୁତ-ଖାଦ୍ୟ ଦେବା ସମ୍ଭବ । ଅବସ୍ଥା ଅତି ଗମ୍ଭୀର ଥିଲେ ଡାକ୍ତରଖାନାରେ ଆଡମିଶନ ଆବଶ୍ୟକ ହୁଏ । ନିମ୍ନ ରକ୍ତ ଶର୍କରା, କମ୍ ଶରୀର ଉତ୍ତାପ, ନିର୍ଜଳନର ଚିକିତ୍ସା ସହ କ୍ରମାନ୍ୱୟ ଖାଦ୍ୟ ଦେବା ବ୍ୟବସ୍ଥା କରାଯାଏ । ସଂକ୍ରମଣ ସମ୍ଭାବନା ଥିବାରୁ ନିୟମିତ ଆଣ୍ଟିବାୟୋଟିକ୍ ଦେବାକୁ ପରାମର୍ଶ ଦିଆଯାଏ । ଦୀର୍ଘକାଳୀନ ବ୍ୟବସ୍ଥାରେ କୃଷି ବ୍ୟବସ୍ଥା ଆବଶ୍ୟକ, ଯାହାଦ୍ୱାରା ଦାରିଦ୍ର୍ୟ ଦୂରୀକରଣ, ଉନ୍ନତ ପରିମଳ ବ୍ୟବସ୍ଥା ଓ ମହିଳା ସଶକ୍ତିକରଣ ହୋଇପାରିବ । ସନ ୨୦୧୦ ସୁଦ୍ଧା ପୃଥିବୀରେ ୯୨୫ ନିୟୁତ ଅପପୁଷ୍ଟି ରୋଗୀ ଥିଲେ ଯାହା ୧୯୯୦ ସନ ଅପେକ୍ଷା ୮୦ ନିୟୁତ ଅଧିକ ଥିଲା । ଆଉ ଏକ ବିଲିଅନ ଲୋକ ଭିଟାମିନ ଓ ଖାଦ୍ୟ ଲବଣ ଅଭାବରେ ପୀଡ଼ିତ ଅଛନ୍ତି । ସନ ୨୦୧୦ରେ ପୁଷ୍ଟିସାର-ଶକ୍ତି କୁପୋଷଣ ମୃତ୍ୟୁ ସଂଖ୍ୟା ୬୦୦,୦୦୦ ଥିଲା ଯାହା ସନ ୧୯୯୦ର ଉଲ୍ଲିଖିତ ସଂଖ୍ୟା ଥିଲା ୮୮୩,୦୦୦ । ଅନ୍ୟାନ୍ୟ ପୋଷକ ଅଭାବ ନାମ ଆୟୋଡିନ ଅଭାବ, ଲୌହାଭାବ ଆନିମିଆ ଯୋଗୁ ୮୪,୦୦୦ ମୃତ୍ୟୁ ହୋଇଥିଲା । ଅନୁପୋଷଣ (undernutrition) ଯୋଗୁ ସନ ୨୦୧୦ରେ ୧.୪% ବିକଳାଙ୍ଗ ନିୟନ୍ତ୍ରିତ ଜୀବନବର୍ଷ (disability adjusted life years) ଥିଲା । ପିଲାଙ୍କ ମୃତ୍ୟୁ ସଂଖ୍ୟାର ପ୍ରାୟ ଏକ ତୃତୀୟାଂଶ ଅନୁପୋଷଣ ଯୋଗୁ ହେବା ବିଶ୍ୱାସ କରାଯାଥିଲା କିନ୍ତୁ ସମସ୍ତ ରୋଗୀଙ୍କୁ ଏହି ଦଳରେ ନିଆଯାଇ ନ ଥିଲା । ସନ ୨୦୧୦ର ହିସାବ ଅନୁସାରେ ଏହି ରୋଗ ଯୋଗୁ ମହିଳା ଓ ପିଲାଙ୍କ ମୃତ୍ୟୁ ୧.୫ ନିୟୁତ ଥିଲା, ଯଦିଓ କେତେକ ହିସାବ ଅନୁସାରେ ଏହା ୩ ନିୟୁତରୁ ଅଧିକ ହେବା ସମ୍ଭାବନା ଅଛି । ଏହି ରୋଗ ଯୋଗୁ ଅଧିକ ୧୬୫ ନିୟୁତ ପିଲାଙ୍କର ବାମନ-ବିକାଶ ଥିଲା । ବିକାଶଶୀଳ ଦେଶମାନଙ୍କରେ ଅନୁପୋଷଣ ସାଧାରଣତଃ ଦେଖାଯାଏ । ଡବ୍ଲ୍ୟୁ.ଏଚ୍.ଓ.
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ମାଳତୀ ଚୌଧୁରୀ (୨୬ ଜୁଲାଇ ୧୯୦୪ - ୧୫ ମାର୍ଚ୍ଚ ୧୯୯୮) ଜଣେ ସ୍ୱାଧୀନତା ସଂଗ୍ରାମୀ ଥିଲେ । ମାଳତୀ ୨୬ ଜୁଲାଇ ୧୯୦୪ରେ ଏକ ବ୍ରାହ୍ମ ପରିବାରରେ ବାପା ବାରିଷ୍ଟର କୁମୁଦ ନାଥ ସେନ ଓ ମାଆ ସ୍ନେହଲତା ସେନଙ୍କଠାରୁ ଜନ୍ମ ନେଇଥିଲେ । ୨.୫ ବର୍ଷ ବୟସରେ ବାପାଙ୍କୁ ହରାଇ ସେ ମାଆଙ୍କ ଦେଇ ପରିପାଳିତ ହୋଇଥିଲେ । ବିଶ୍ୱକବି ରବିନ୍ଦ୍ରନାଥ ତାଙ୍କୁ ସ୍ନେହରେ ମିନୁ ଓ ଗାନ୍ଧୀଜୀ ତାଙ୍କୁ ତୁଫାନୀ ନାମରେ ଡାକୁଥିଲା ବେଳେ ସେ ଓଡ଼ିଶାବାସୀଙ୍କ ଆଦରଣୀୟ ନୂମା (ନୂଆ ମା) ଭାବେ ପରିଚିତ ଥିଲେ । ସ୍ୱାଧୀନତା ସଂଗ୍ରାମର ପ୍ରଜାମଣ୍ଡଳ ଆନ୍ଦୋଳନରେ ସେ ଏତେ ମାତ୍ରାରେ ଜଡ଼ିତ ଥିଲେ ଇଂରେଜ ସରକାର ତାଙ୍କୁ "ଜୋଆନ୍ ଅଫ୍ ଆର୍କ" ନାମେର ସମ୍ବୋଧନ କରୁଥିଲେ।
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।ଜଳ ପୃଥିବୀପୃଷ୍ଟରେ ପ୍ରାକୃତିକ ଭାବେ ମିଳେ । ଜଳ ହେଉଛି ଏକମାତ୍ର ବସ୍ତୁ ଯାହା ସାଧାରଣ ତାପମାତ୍ରାରେ ୩ଟି ଅବସ୍ଥାରେ ରହେ । ଜଳର ୪୦ରୁ ଉର୍ଦ୍ଧ୍ୱ ବିଶେଷ ଜଳ ଘନିଭୂତ ହେଲେ ଏହାର ଆୟତନ ପାଖାପାଖି ୯% ବୃଦ୍ଧି ପାଏ ।
ଛ ମାଣ ଆଠ ଗୁଣ୍ଠ ହେଉଛି ଫକୀର ମୋହନ ସେନାପତିଙ୍କର ଲିଖିତ ଉପନ୍ୟାସ। ୧୮୯୭ରେ ପ୍ରଥମେ ଏହା ଧାରାବାହିକ ଭାବରେ ଉତ୍କଳ ସାହିତ୍ୟ ପତ୍ରିକାରେ ପ୍ରକାଶିତ ହୋଇଥିଲା। ଫକୀର ମୋହନ ଏହାକୁ ଧୂର୍ଜଟି ଛଦ୍ମନାମରେ ପ୍ରକାଶ କରାଇଥିଲେ। ସେତେବେଳର ସାଧାରଣ ଜୀବନ ଉପରେ ଆଧାରିତ ଏହା ଏକ ବାସ୍ତବଧର୍ମୀ ଉପନ୍ୟାସ ଥିଲା। ଏପରିକି କିଛି ଲୋକ ଏହି କାହାଣୀକୁ ସତ ବୋଲି ମଧ୍ୟ ବିଚାର କରୁଥିଲେ। ୧୯୮୬ରେ ପାର୍ବତୀ ଘୋଷ ଉପନ୍ୟାସକୁ ଆଧାର କରି ଓଡ଼ିଆ ଚଳଚ୍ଚିତ୍ର ନିର୍ମାଣ କରିଥିଲେ।
କଳାପାହାଡ଼ ନାମରେ ବଙ୍ଗଳାର ମୋଗଲ ଶାସକ ସୁଲତାନ ସୁଲେମାନ କିର୍ରାନିଙ୍କର (Sulaiman Karrani) ଜଣେ ସେନାପତିଙ୍କୁ ଡକାଯାଉଥିଲା । କେତେକ ଐତିହାସିକ ତଥ୍ୟରୁ ଜଣାଯାଏ, ସେ କଳିଙ୍ଗ-ଉତ୍କଳର ଶେଷ ସମ୍ରାଟ ମୁକୁନ୍ଦଦେବଙ୍କର ହିନ୍ଦୁ (ଓଡ଼ିଆ)ସେନାପତି ଥିଲେ, ଜାତିରେ କାୟସ୍ଥ ଥିଲେ ଓ ତାଙ୍କର ନାମ ରାଜିବ ଲୋଚନ ରାୟ ଥିଲା । ଧର୍ମ ପରିବର୍ତ୍ତନ କରି ସେ ମୁସଲମାନ ହେଲେ। ସେଖ୍ କବିର ବାତିନିଙ୍କର ମତରେ କଳାପାହାଡ଼ ଆଫଗାନ ଲୋକ ଥିଲେ । ଲୋକମୁଖରେ ସେ କଳାପାହାଡ଼ ନାମରେ ପରିଚିତ ଥିଲେ । ଓଡ଼ିଶାର କେତେକ ସ୍ଥାନ ସେ ବଙ୍ଗଳାର ଆଫଗାନ ଶାସକଙ୍କ ନିମନ୍ତେ ଦଖଲ କରିଥିଲେ ।କଳା ପାହାଡ ବହୁତ ନିଷ୍ଠୁର ଥିଲେ ସେ ଆକବରଙ୍କ ବାପାଙ୍କ ମାଉସୀ ପୁଅର ପୁଅ ଥିଲେ
ବନ୍ଦେ ମାତରମ ଏକ ରାଷ୍ଟ୍ର ଭକ୍ତି କବିତା ଯାହା ବଙ୍କିମ ଚନ୍ଦ୍ର ଚଟୋପାଧ୍ୟାୟଙ୍କଦ୍ୱାରା ୧୮୮୨ ମସିହାରେ ଆନନ୍ଦ ମଠ ଉପନ୍ୟାସରେ ଲେଖାଯାଇଥିଲା । ଏହା ସଂସ୍କୃତ ଓ ବଙ୍ଗଳା ଭାଷାର ମିଶାମିଶି ଭାଷାରେ ଲେଖାଯାଇଥିଲା । ଏହି କବିତାଟି ଏକ ଜଣାଣ ଅଟେ ଯେଉଁଥିରେ ମା ଦୁର୍ଗାଙ୍କୁ ଭାରତ ମାତାଙ୍କ ଅବତାର ସହିତ ତୁଳନା କରି ତାଙ୍କ ବନ୍ଦନା କରାଯାଇଛି । ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଏହି କବିତାର ଭୂମିକା ଅନେକ । ଏହି କବିତାଟିକୁ ପ୍ରଥମ ଥର ପାଇଁ ରବୀନ୍ଦ୍ରନାଥ ଠାକୁର ୧୮୯୬ର କଂଗ୍ରେସ ଅଧିବେସନରେ ଆବୃତ୍ତି କରିଥିଲେ । ୧୯୫୦ରେ ଭାରତ ଯେତବେଳେ ଏକ ଗଣତାନ୍ତ୍ରିକ ଦେଶ ଭାବେ ପରିଚୟ ପାଇଲା ସେତବେଳେ ଏହି କବିତାର ଦୁଇଟି ଛନ୍ଦ ସରକାରୀ ଭାବରେ ଭାରତ ଗଣରାଜ୍ୟର ରାଷ୍ଟ୍ର ଗାନ କରିଦିଆଗଲା ।
ପ୍ରଦୂଷଣ ହେଉଛି ପ୍ରାକୃତିକ ପରିବେଶରେ ପ୍ରଦୂଷକ ପଦାର୍ଥର ପରିଚୟ, ଯାହା ସ୍ୱାଭାବିକ ପ୍ରକୃତିରେ ପ୍ରତିକୂଳ ପରିବର୍ତ୍ତନ ଆଣିଥାଏ । ପ୍ରଦୂଷଣ ରାସାୟନିକ ପଦାର୍ଥ ବା ଶକ୍ତିର ରୂପ ନେଇପାରେ, ଯେପରିକି ଶବ୍ଦ, ଉତ୍ତାପ କିମ୍ବା ଆଲୋକ । ପ୍ରଦୂଷଣ, ପ୍ରଦୂଷଣର ଉପାଦାନ, ବିଦେଶୀ ପଦାର୍ଥ/ଶକ୍ତି କିମ୍ବା ପ୍ରାକୃତିକ ଭାବରେ ଘଟୁଥିବା ପ୍ରଦୂଷକ ହୋଇପାରେ । ପ୍ରଦୂଷଣ ପ୍ରାୟତଃ ଏକ ନିର୍ଦ୍ଧିଷ୍ଟ ଉତ୍ସ କିମ୍ବା ବହୁ ଉତ୍ସଜନିତ ପ୍ରଦୂଷଣ ଭାବରେ ଶ୍ରେଣୀଭୁକ୍ତ ହୋଇଥାଏ । ୨୦୧୫ରେ, ପ୍ରଦୂଷଣରେ ବିଶ୍ୱରେ ୯ ନିୟୁତ ଲୋକ ପ୍ରାଣ ହରାଇଥିଲେ। ପ୍ରଦୂଷଣର ମୁଖ୍ୟ ରୂପଗୁଡ଼ିକ ହେଲା: ବାୟୁ ପ୍ରଦୂଷଣ, ଆଲୋକ ପ୍ରଦୂଷଣ, ଆବର୍ଜନାର ଦୁରୁପବ୍ୟବହାର, ଶବ୍ଦ ପ୍ରଦୂଷଣ, ପ୍ଲାଷ୍ଟିକ ପ୍ରଦୂଷଣ, ମୃତ୍ତିକା ପ୍ରଦୂଷଣ, ରେଡିଓଆକ୍ଟିଭ୍ ପ୍ରଦୂଷଣ, ତାପଜ ପ୍ରଦୂଷଣ, ଦୃଷ୍ଟି ପ୍ରଦୂଷଣ ଏବଂ ଜଳ ପ୍ରଦୂଷଣ ।