ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଜଗତର ନାଥ ଶ୍ରୀ ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା ତଥା ସମଗ୍ର ବିଶ୍ଵରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରା ଓ ସୁଦର୍ଶନଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ – ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍ବୁଲ୍ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରୀୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏହି ଦିନଟିକୁ ସାଧାରଣତନ୍ତ୍ର ଦିବସ ରୂପେ ପାଳନ କରାଯାଏ । ସାଧାରଣତନ୍ତ୍ର ଦିବସରେ ରାଷ୍ଟ୍ରପତି ରାଜଧାନୀ ଦିଲ୍ଲୀର ଲାଲକିଲ୍ଲା ଦୁର୍ଗଠାରେ ଜାତୀୟ ପତାକା ଉତ୍ତୋଳନ କରି ଭାରତୀୟ ସାମରିକ ବାହିନୀ,ଅର୍ଦ୍ଧ ସାମରିକ ବାହିନୀ,ପୁଲିସ ବାହିନୀ ଓ ଦେଶର ବିଭିନ୍ନ ଅଂଚଳରୁ ଆସିଥିବା କ୍ୟାଡେଟମାନଙ୍କଠାରୁ ପ୍ୟାରେଡ଼ ଅଭିବାଦନ ଗ୍ରହଣ କରନ୍ତି ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧ - ୨୩ ଅଗଷ୍ଟ ୧୯୩୮) ଜଣେ ଓଡ଼ିଆ କବି ଥିଲେ । ତାଙ୍କର ଜନ୍ମ ବସ୍ତର ଦେଶୀୟ ରାଜ୍ୟରେ ହୋଇଥିଲା । ବସ୍ତର ଓଡ଼ିଆଭାଷୀ ଅଞ୍ଚଳ । ହେଲେ ତାହା ଓଡ଼ିଶାରେ ନାହିଁ । ତାଙ୍କ ପିତା ଦାନିଏଲ୍ ସାବତ ଜଣେ ଡାକ୍ତର ହିସାବରେ ବ୍ରହ୍ମଦେଶରେ ରହୁଥିଲେ । ଏକାଧାରରେ ଡାକ୍ତର, ଲେଖିକା, କବୟିତ୍ରୀ, ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । କୁନ୍ତଳା ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖିକା, ଔପନ୍ୟାସିକା, କବୟିତ୍ରୀ ଓ ସମ୍ପାଦିକା ଥିଲେ । ସାବତଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ସନ୍ଥକବି ଭୀମ ଭୋଇ ଭୀମ ଭୋଇ (୧୮୫୦-୧୮୯୫ ) ରେଢ଼ାଖୋଲର ମଧୁପୁର ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ ।ଭୀମ ଭୋଇ ଜଣେ ଓଡ଼ିଆ କବି ଓ ମହିମା ଧର୍ମର ପ୍ରଚାରକ ଥିଲେ । ତାଙ୍କର ରଚନା ଗୁଡ଼ିକରେ ମାନବ ଧର୍ମ, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରାଯାଇଅଛି । ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତାବଳୀ ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" କବିତା ଅନ୍ୟତମ । ତାଙ୍କ ସମସାମୟିକମାନଙ୍କ କବିତାସବୁ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବିଷୟରେ ହୋଇଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଓ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ପ୍ରଚଳନ ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନ ନିମନ୍ତେ ସେ ଶହଶହ ଛାନ୍ଦ, ଚଉପଦୀ ଓ ଚଉତିଶା ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ବହିଗୁଡ଼ିକ ମଧ୍ୟରେ "ସ୍ତୁତିଚିନ୍ତାମଣି", "ହଲିଆ ଗୀତ", "ଡାଲଖାଈ", "ରସରକେଲି", "ଜାଇଫୁଲ", "ବ୍ରହ୍ମ ନିରୂପଣ ଗୀତା", "ଆଦିଅନ୍ତ ଗୀତା", "ଅଷ୍ଟକ ବିହାରୀ ଗୀତା", "ନିର୍ବେଦ ସାଧନା", "ଶ୍ରୁତିନିଷେଧ ଗୀତା", "ମନୁସଭାମଣ୍ଡଳ", "ଗୃହଧର୍ମ" ଓ "ମହିମାବିନୋଦ" । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ସୁରକ୍ଷିତ । ତାଙ୍କ ରଚିତ ବହିଗୁଡ଼ିକ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରାଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ "ପରଜା", "ଦାଦିବୁଢ଼ା", "ଅମୃତର ସନ୍ତାନ", "ଛାଇଆଲୁଅ" ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଭାରତୀୟ ସମ୍ବିଧାନ (The Constitution of India, ଦ କଁଷ୍ଟିଚ୍ଯୁସନ୍ ଅଫ୍ ଇଣ୍ଡିଆ) ହେଉଛି ଭାରତର ସର୍ବୋଚ୍ଚ ବିଧି । ଏହି ନଥିପତ୍ରଟି ଭାରତରେ ପ୍ରଶାସନର ସଂରଚନା, ଗଠନ, କାର୍ଯ୍ୟଶୈଳୀ, ନୀତିନିୟମ, ଅଧିକାର, କର୍ତ୍ତବ୍ୟ ଆଦି ବିଷୟରେ ମୂଳଦୁଆ ସ୍ଥାପିତ କରିଅଛି । ଏହା ବିଶ୍ୱର ଦୀର୍ଘତମ ଲିଖିତ ସମ୍ବିଧାନ ଅଟେ ।ଏହା ସାମ୍ବିଧାନିକ ସର୍ବୋଚ୍ଚତା ସ୍ଥାପନ କରେ (ସଂସଦୀୟ ସର୍ବୋଚ୍ଚତା ନୁହେଁ, ଯେହେତୁ ଏହା ଏକ ସଂସଦ ବଦଳରେ ସମ୍ବିଧାନ ସଭାଦ୍ୱାରା ନିର୍ମିତ) । ଏହା ଲୋକଙ୍କଦ୍ୱାରା ସ୍ୱିକୃତି ପ୍ରାପ୍ତ, ଯାହା ଏହି ସମ୍ବିଧାନର ପ୍ରସ୍ତାବନାରେ ଉଦ୍ଘୋଷିତ । ସଂସଦ, ସମ୍ବିଧାନକୁ ରଦ୍ଦ କରିପାରିବ ନାହିଁ ।
ରାଣୀ ଲକ୍ଷ୍ମୀବାଈ (୧୯ ନଭେମ୍ବର ୧୮୨୮- ୧୮ ଜୁନ ୧୮୫୮), ମରାଠା ଶାସିତ ଝାନ୍ସୀ ରାଜ୍ୟର ରାଣୀ ତଥା ୧୮୫୭ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମର ଜଣେ ନାୟିକା ଥିଲେ । ସ୍ୱଦେଶ ଓ ସ୍ୱଜାତିକୁ ପରାଧୀନତାର ବନ୍ଧନରୁ ମୁକ୍ତ କରିବା ପାଇଁ ସେ ସଂଗ୍ରାମ କରିଥିଲେ । ପେଶବା ବାଜିରାଓଙ୍କ ବ୍ରହ୍ମାବର୍ତ୍ତ ରାଜପ୍ରାସାଦରେ ତାଙ୍କ ପୌଷ୍ୟପୁତ୍ର ନାନା ସାହେବଙ୍କ ପାଖରେ ପିଲାଅଦିନୁ ଖଡ୍ଗଚାଳନା, ଅଶ୍ୱାରୋହଣ, ବିଭିନ୍ନ ପ୍ରକାର ଶାରୀରିକ ବ୍ୟାୟାମ, ଦୁର୍ଦ୍ଦାନ୍ତ ହସ୍ତୀମାନଙ୍କୁ ଆୟତ କରିବା ଆଦି କଳାରେ ସେ ପାରଙ୍ଗମ ଥିଲେ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଓଡ଼ିଶା ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଇନଷ୍ଟାଗ୍ରାମ, ଏଲଏଲସି ଆମେରିକୀୟ କମ୍ପାନୀ ମେଟା ପ୍ଲାଟଫର୍ମ ଅଧୀନରେ ଥିବା ଏକ ଫଟୋ ଏବଂ ଭିଡିଓ ବିତରଣ ସୋସିଆଲ ନେଟୱାର୍କିଂ ପ୍ଲାଟଫର୍ମ । ଏହି ଆପ ବ୍ୟବହାରକାରୀଙ୍କୁ ଫିଲ୍ଟର ବ୍ୟବହାର କରି, ହ୍ୟାସଟ୍ୟାଗଦ୍ୱାରା ସଂଗଠିତ ଏବଂ ଭୌଗୋଳିକ ଟ୍ୟାଗିଂ ମାଧ୍ୟମରେ ଏକ ସ୍ଥାନ ସହ ସଂଯୁକ୍ତ ମିଡିଆ ସମ୍ପାଦନା ଓ ଅପଲୋଡ କରିବା ଅନୁମତି ଦେଇଥାଏ । ପୋଷ୍ଟଗୁଡିକ ସାର୍ବଜନୀନ ଭାବରେ କିମ୍ବା ପୂର୍ବ-ଅନୁମୋଦିତ ଫଲୋଅରମାନଙ୍କ ସହ ବିତରଣ କରାଯାଇପାରେ । ବ୍ୟବହାରକାରୀମାନେ ଟ୍ୟାଗ ଏବଂ ଅବସ୍ଥାନଦ୍ୱାରା ଅନ୍ୟ ଉପଭୋକ୍ତାଙ୍କ ମିଡ଼ିଆ ଦେଖିପାରିବେ, ଫଟୋ ପରି ଟ୍ରେଣ୍ଡିଂ ବିଷୟବସ୍ତୁ ଦେଖିପାରିବେ ଏବଂ ଅନ୍ୟ ବ୍ୟବହାରକାରୀଙ୍କ ବିଷୟବସ୍ତୁ ନିଜ ବ୍ୟକ୍ତିଗତ ଫିଡ଼ରେ ଦେଖିବା ପାଇଁ ସେମାନଙ୍କୁ ଫଲୋ କରିପାରିବେ ।
ଚନ୍ଦ୍ରଗୁପ୍ତ ଓ ବିନ୍ଦୁସାରଙ୍କ ରାଜତ୍ୱ କାଳରେ କଳିଙ୍ଗ ଏକ ଶକ୍ତିଶାଳୀ ଓ ସ୍ୱାଧୀନ ରାଷ୍ଟ୍ର ଥିଲା । କିନ୍ତୁ ଅଶୋକ ରାଜ୍ୟାଭିଷେକର ଅଷ୍ଟମବର୍ଷରେ ଅର୍ଥାତ ଖ୍ରୀ.ପୂ:୨୬୧ରେ କଳିଙ୍ଗ ଆକ୍ରମଣ କରି ଜୟଲାଭ କରିଥିଲେ । ତାଙ୍କର ତ୍ରୟୋଦଶ ଶିଳାନୁଶାସନରେ କଳିଙ୍ଗ ଯୁଦ୍ଧର ରୋମାଞ୍ଚକର ବିଭୀଷିକା ବର୍ଣ୍ଣିତ ହୋଇଛି । ଏହି ଯୁଦ୍ଧରେ ଏକଲକ୍ଷ ଲୋକ ନୀହତ ହୋଇଥିଲେ । ଦେଢ଼ଲକ୍ଷ ଲୋକ ବନ୍ଦୀହୋଇ ଦେଶାନ୍ତରକୁ ପ୍ରେରିତ ହୋଇଥିଲେ ଏବଂ ପ୍ରାୟ ସେହି ସଂଖ୍ୟକ ବ୍ୟକ୍ତି ଯୁଦ୍ଧ ପର ଅବସ୍ଥାରେ ଆହାତ , ରୋଗାକ୍ରାନ୍ତ କିମ୍ବା ବୁଭୁକ୍ଷୁ ହୋଇ ମୃତ୍ୟୁମୂଖରେ ପଡ଼ିଥିଲେ । କଳିଙ୍ଗ ଯୁଦ୍ଧ ବୌଦ୍ଧ ଧର୍ମ ତଥା ପୃଥିବୀର ଇତିହାସରେ ଏକ ଯୁଗାନ୍ତକାରୀ ଘଟଣା । ଏହି ଯୁଦ୍ଧର ଦାରୁଣ ପରିଣତି ଅଶୋକଙ୍କ ମନରେ ଗଭୀର ଦୁଃଖ ଓ ଅନୁତାପ ଜାତ କରିଥିଲା । ହିଂସା ପ୍ରଣୋଦିତ ତରବାରିର ଜୟ ଜୟ ନୁହେଁ, ମାନବ-ହୃଦୟକୁ ଜୟ କରିବା ହିଁ ପ୍ରକୃତ ଜୟ ବୋଲି ଅନୁଭବ କରି ଅଶୋକ ଅସ୍ତ୍ର ପରିତ୍ୟାଗ କଲେ । ଉପଗୁପ୍ତ ନାମକ ଜଣେ ବୌଦ୍ଧ ସନ୍ନ୍ୟାସୀଙ୍କ ସଂସ୍ପର୍ଶରେ ଆସି ଅଶୋକ ବୌଦ୍ଧ ଧର୍ମ ଗ୍ରହଣ କରିଥିଲେ । ଏହା ପରେ ସତ୍ୟ ଓ ଅହିଂସା ବଳରେ ସେ ମାନବ ହୃଦୟକୁ ଜୟ କରିବା ପାଇଁ ଆତ୍ମ ନିୟୋଗ କଲେ । ସେ ନିଜ ବିଜୟ ପରେ ସୁନ୍ଦର ଭାବେ ଗଢ଼ି ତୋଳିଲେ ଓ ନିଜ ସାମ୍ରାଜ୍ୟରେ ମିଶେଇ ଥିଲେ।
ତମନ୍ନା ବ୍ୟାସ (ଜନ୍ମ: ୧୪ ନଭେମ୍ବର ୧୯୯୬) ଜଣେ ଓଡ଼ିଆ କଥାଚିତ୍ର ଅଭିନେତ୍ରୀ । ସେ ମୁଖ୍ୟତଃ ତମନ୍ନା ନାମରେ ଓଡ଼ିଆ କଥାଚିତ୍ର ଜଗତରେ ଜଣା । ତମନ୍ନା ୨୦୧୬ ମସିହାରେ ଅଭିନେତା ପପୁ ପମ ପମଙ୍କର ବିବାଦ ଉପରେ ନିର୍ମିତ କଥାଚିତ୍ର ଭାଇନା, କ'ଣ କଲା ସେ ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହି କଥାଚିତ୍ରଟିର ମୁକ୍ତିଲାଭ କରିବା ପୂର୍ବରୁ ତମନ୍ନା ପପୁ ପମ ପମଙ୍କ ସହ ତାଙ୍କର ପ୍ରଥମ ଚଳଚ୍ଚିତ୍ର ଜୋକର୍ରେ ଅଭିନୟ କରିଥିଲେ । ମାତ୍ର ଏହି କଥାଚିତ୍ରଟି ମୁକ୍ତିଲାଭ ହୋଇପାରି ନ ଥିଲା । ୨୦୧୮ ମସିହାରେ ମୁମ୍ବାଇରେ ଅନୁଷ୍ଠିତ ସେଣ୍ଟ୍ରଲ ମିସ୍ ଡିଭା ପ୍ରତିଯୋଗୀତାରେ ଲୋକମାନଙ୍କର ପସନ୍ଦରେ ଲୋକପ୍ରିୟ ମଡେଲ ପୁରସ୍କାର ପାଇଥିଲେ । ତମନ୍ନା ଓଡ଼ିଆ କଥାଚିତ୍ର ଜଗତରେ କାମ କରିବା ସହିତ ତେଲୁଗୁ କଥାଚିତ୍ର ଜଗତରେ ମଧ୍ୟ ଅଭିନୟ କରନ୍ତି ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଭାଷା ହେଉଛି ଯୋଗାଯୋଗର ଜଟିଳ ପ୍ରଣାଳୀକୁ ଶିଖିବା ଓ ବ୍ୟବହାର କରିବା ପାଇଁ ଥିବା ମନୁଷ୍ୟର ସାମର୍ଥ୍ୟ ଏବଂ ଗୋଟିଏ ଭାଷା ହେଉଛି ଏହି ଜଟିଳ ଯୋଗାଯୋଗ ପ୍ରଣାଳୀର ଏକ ଉଦାହରଣ । ପୃଥିବୀରେ ସର୍ବମୋଟ କେତେ ଭାଷା ଅଛି ଏକଥା ସଠିକ ଭାବେ କହିବା ସମ୍ଭବ ନୁହେଁ ଏବଂ ଏହି ସଂଖ୍ୟା ଭାଷା (language) ଓ ଲୋକଭାଷା (dialects) ମଧ୍ୟରେ ସୂକ୍ଷ୍ମ ପ୍ରଭେଦ ଉପରେ ନିର୍ଭର କରେ । ତଥାପି ଆକଳନ କରାଯାଇଛି ଯେ ଏହି ସଂଖ୍ୟା ୬୦୦୦ରୁ ୭୦୦୦ ହେବ ।
ଭାରତୀୟ ସମ୍ବିଧାନର ମୁଖବନ୍ଧ ଓ ମୌଳିକ ବୈଶିଷ୍ଟ୍ୟ
ଭାରତୀୟ ସମ୍ବିଧାନର ବୈଶିଷ୍ଟ୍ୟ ବର୍ଣ୍ଣନା କଲାବେଳେ କେତେକ ପ୍ରଧାନ ବ୍ୟବସ୍ଥା ପ୍ରତି ଦୃଷ୍ଟିଦେବାକୁ ହୁଏ ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି।
ୟୁଟ୍ୟୁବ ଏକ ଆମେରିକୀୟ ୱେବସାଇଟ, ଯେଉଁଠାରେ ଭିଡିଓକୁ ଅପଲୋଡ଼ କରି ଅନ୍ୟମାନଙ୍କ ସହିତ ସେୟାର କରାଯାଏ । ଏହା ଫେବୃଆରୀ ୨୦୦୫ ମସିହାରେ ପେପାଲ୍ କଂପାନୀର କିଛି ପୂର୍ବତନ କର୍ମଚାରୀଙ୍କଦ୍ୱାରା ଆରମ୍ଭ ହୋଇଥିଲା । ଏହାର ମୁଖ୍ୟ କାର୍ଯ୍ୟାଳୟ ସାନ୍ ବ୍ରୁନୋ, କାଳିଫର୍ନିଆରେ ଅବସ୍ଥିତ । ୨୦୦୬ ମସିହାରେ ଏହାକୁ ଗୁଗୁଲ କିଣିନେଇଥିଲା । ଗୁଗୁଲ୍ ସର୍ଚ୍ଚ ପରେ ଏହା ହେଉଛି ୨ୟ ୱେବ୍ସାଇଟ୍ ଯେଉଁଠିକୁ ଅଧିକ ଲୋକ ବ୍ୟବହାର କରନ୍ତି । ମଇ ୨୦୧୯ର ଏକ ରିପୋର୍ଟ ଅନୁସାରେ, ୟୁଟ୍ୟୁବ୍ରେ ପ୍ରତି ମିନିଟ୍ରେ ୫୦୦ ଘଣ୍ଟାରୁ ଅଧିକ ଭିଡିଓ ଅପଲୋଡ଼ କରାଯାଉଥିଲା ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବିମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ପୁସାରଳା ଭେଙ୍କଟ ସିନ୍ଧୁ (ଜନ୍ମ ୫ ଜୁଲାଇ ୧୯୯୫) ଜଣେ ଭାରତୀୟ ପେଶାଦାର ବ୍ୟାଡମିଣ୍ଟନ ଖେଳାଳୀ । ନିଜ କ୍ୟାରିୟରରେ ସିନ୍ଧୁ ଅଲିମ୍ପିକ୍ସ ସମେତ ଏକାଧିକ ଟୁର୍ଣ୍ଣାମେଣ୍ଟରେ ଏବଂ ୨୦୧୯ ବିଶ୍ୱ ଚାମ୍ପିଅନସିପରେ ସ୍ୱର୍ଣ୍ଣ ସମେତ ବିଡବ୍ଲୁଏଫ ସର୍କିଟରେ ପଦକ ଜିତିଛନ୍ତି । ବ୍ୟାଡମିଣ୍ଟନ ବିଶ୍ୱ ଚାମ୍ପିଅନ ହେବାରେ ସେ ପ୍ରଥମ ଭାରତୀୟ ଏବଂ ଅଲିମ୍ପିକ୍ ଗେମ୍ସରେ କ୍ରମାଗତ ଦୁଇଟି ପଦକ ଜିତିବାରେ ଭାରତର ଦ୍ୱିତୀୟ କ୍ରୀଡ଼ାବ୍ୟକ୍ତିତ୍ୱ । ସେ ୨୦୧୭ ଏପ୍ରିଲରେ ବିଶ୍ୱସ୍ତରରେ ୨ୟ ସ୍ଥାନକୁ ଯାଇ ନିଜ କ୍ୟାରିୟରର ଉଚ୍ଚତମ ସୋପାନରେ ପହଞ୍ଚିଥିଲେ ।ସିନ୍ଧୁ ୨୦୧୨ ସେପ୍ଟେମ୍ବରରେ ୧୭ ବର୍ଷ ବୟସରେ ବିଡବ୍ଲୁଏଫ ବିଶ୍ୱ ମାନ୍ୟତାର ଶ୍ରେଷ୍ଠ ୨୦ ସ୍ତରରେ ପ୍ରବେଶ କରିଥିଲେ । ୨୦୧୩ରୁ ଆରମ୍ଭ କରି ସେ ୨୦୧୫କୁ ବାଦ ଦେଲେ ପ୍ରତ୍ୟେକ ବିଶ୍ୱ ଚାମ୍ପିଅନସିପରେ ସେ ପଦକ ଜିଣିଥିଲେ । ବିଶ୍ୱ ଚାମ୍ପିଅନସିପରେ ପାଞ୍ଚ କିମ୍ବା ଅଧିକ ପଦକ ଜିତିବାରେ ସେ ଜାଙ୍ଗ ନିଙ୍ଗଙ୍କ ପରେ ସେ ଦ୍ୱିତୀୟ ମହିଳା । ସେ ୨୦୧୬ ଗ୍ରୀଷ୍ମକାଳୀନ ଅଲିମ୍ପିକ୍ସରେ (ରିଓ) ଭାରତର ପ୍ରତିନିଧିତ୍ୱ କରି ଫାଇନାଲରେ ପହଞ୍ଚିବାରେ ପ୍ରଥମ ଭାରତୀୟ ବ୍ୟାଡମିଣ୍ଟନ ଖେଳାଳି ହୋଇଥିଲେ । ସ୍ପେନର କାରୋଲିନା ମାରିନଙ୍କୁ ହରାଇ ସେ ରୌପ୍ୟ ପଦକ ଜିତିଥିଲେ । ସେ ୨୦୨୦ ଗ୍ରୀଷ୍ମକାଳୀନ ଅଲିମ୍ପିକ୍ସରେ (ଟୋକିଓ) କ୍ରମାଗତ ଭାବେ ଦ୍ୱିତୀୟ ଥର ଅଲିମ୍ପିକରେ ଯୋଗଦେଇ ବ୍ରୋଞ୍ଜ ପଦକ ଜିତିଥିଲେ ଏବଂ ଦୁଇଟି ଅଲିମ୍ପିକ୍ ପଦକ ଜିତିବାରେ ପ୍ରଥମ ଭାରତୀୟ ମହିଳା ହୋଇଥିଲେ ।
ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ (ଓ ଏସ ଆରଟି ସି ) ରାଜ୍ୟର ସର୍ବ ବୃହତ ତଥା ସର୍ବ ପୁରାତନ ଗଣ ପରିବହନ ସଂସ୍ଥା । ୧୯୫୦ର କେନ୍ଦ୍ର ସଡ଼କ ପରିବହନ ବିଧି (ଆରଟି ଏ ଆକ୍ଟ ) ଓ ୧୯୬୪ର ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ ବିଧି (ଓ ଏସ ଆରଟି ସି ରୁଲ ) ଅନୁଯାୟୀ ୧୯୭୪ ମେ ୧୫ ତାରିଖ ସ୍ଥାପିତ ହୋଇଛି । ଏଇଟି ଗୋଟିଏ ସରକାରୀ ନିଗମ ଓ ଏହା ରାଜ୍ୟ ପରିବହନ ବିଭାଗ ଅଧୀନରେ ରହିଛି । ଏହା ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଏକ ଯୌଥ ଉଦ୍ୟୋଗ ଯେଉଁଥିରେ ରାଜ୍ୟ ଓ କେନ୍ଦ୍ରର ୨:୧ ଅନୁପାତରେ ମୂଳଧନ ଅଛି । ଏହାର ମୁଖ କାର୍ଯ୍ୟାଳୟ ଭୁବନେଶ୍ୱରର ସଚିବାଳୟ ମାର୍ଗସ୍ଥିତ ପରିବହନ ଭବନ ଅଟେ । ଓ ଏସ ଆରଟି ସି ଅଧୀନରେ ଭୁବନେଶ୍ୱର, ସମ୍ବଲପୁର ଓ ବ୍ରହ୍ମପୁରରେ ୩ଟି ପ୍ରଭାଗ ଅଛି । ରାଜ୍ୟ ପରିବହନ ଅଧୀନରେ ଦିନକୁ ପ୍ରାୟ ୩୯୦ଟି ବସ ୧୭୦ଟି ରୁଟରେ ଚଳାଚଳ କରୁଛି ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ବୁଦ୍ଧ (ପାଳି: ସିଦ୍ଧାର୍ଥ ଗୌତମ ବୁଦ୍ଧ) ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଓ ଧର୍ମ ସଂସ୍ଥାପକ ଥିଲେ । ବୌଦ୍ଧ ଧର୍ମ ବିଶ୍ୱାସୀଙ୍କ ମଧ୍ୟରେ ସେ ସର୍ବଶ୍ରେଷ୍ଠ ବୁଦ୍ଧ (P. sammāsambuddha, S. samyaksaṃbuddha) ଭାବରେ ଜଣା, "ବୁଧ/ବୁଦ୍ଧ" ଶବ୍ଦର ଅର୍ଥ ପାଳି ଭାଷାରେ "ଉଠିଥିବା" ବା "ଆଲୋକିତ" ବୁଝାଇଥାଏ ଇତିହାସ ଅନୁସାରେ ବୁଦ୍ଧଙ୍କ ଜନ୍ମ ପୁରାତନ ଓଡ଼ିଶା ବା କଳିଙ୍ଗର ଭୁବନେଶ୍ୱର ନିକଟରେ ଥିବା କପିଳେଶ୍ୱର ଜନପଦରେ ହୋଇଥିଲା । ଅଶୋକଙ୍କ ଶିଳାଲେଖ, ଜଉଗଡ଼ର ଶିଳାଲେଖ ଓ ସେକାଳରେ ଓଡ଼ିଶାରେ ପ୍ରଚଳିତ ଭାଷା ପାଳି ଭାଷାର ବ୍ୟବହାର କରାଯାଇଥିବା ବୌଦ୍ଧ ଧର୍ମଗ୍ରନ୍ଥ ତ୍ରିପିଟକର ଭାଷାରୁ ଏକଥା ପ୍ରମାଣ ମିଳିଥାଏ ।
ରାଜନୀତି ବିଜ୍ଞାନରେ ବିଭିନ୍ନ ଉପବିଭାଗ ରହିଛି ଯଥା ତୁଳନାତ୍ମକ ରାଜନୀତି, ରାଜନୀତିକ ଅର୍ଥନୀତି, ଅନ୍ତର୍ଜାତୀୟ ସମ୍ପର୍କ, ରାଜନୀତିକ ତତ୍ତ୍ୱ, ସାଧାରଣ ପ୍ରଶାସନ, ଜନନୀତି ଏବଂ ରାଜନୀତିକ ପଦ୍ଧତି । ଅଧିକନ୍ତୁ ରାଜନୀତି ବିଜ୍ଞାନ ଅର୍ଥନୀତି, ଆଇନ, ସମାଜ ବିଜ୍ଞାନ, ଇତିହାସ, ଦର୍ଶନ, ଭୂଗୋଳ, ମନୋବିଜ୍ଞାନ/ମାନସିକ ରୋଗ, ଆନ୍ଥ୍ରୋପୋଲୋଜି ଏବଂ ସ୍ନାୟୁବିଜ୍ଞାନ ସହିତ ଜଡ଼ିତ ଓ ଏବଂ ସେସବୁରୁ ଉଦ୍ଧୃତ ।
ଶ୍ରୀମଦଭଗବତଗୀତା ବା ଗୀତା ହେଉଛି ମହାଭାରତର ଅଂଶ । ଶ୍ରୀ ବ୍ୟାସଦେବ ହେଉଛନ୍ତି ଏହାର ସଙ୍କଳନ କର୍ତ୍ତା । ଶ୍ରୀକୃଷ୍ଣ ନିଜ ଉପଦେଶର ଅଧିକାଂଶ ଶ୍ଲୋକରେ ହିଁ କହିଥିଲେ ବ୍ୟାସଦେବ ତାହା ଅବିକଳ ଲିପିବଦ୍ଧ କରିଛନ୍ତି । ଯେଉଁ ଅଂଶ ସେ ଗଦ୍ୟରେ କହିଥିଲେ, ତାହା ବ୍ୟାସଦେବ ନିଜେ ଶ୍ଳୋକବଦ୍ଧ କରିଦେଇଛନ୍ତି; ତା ସଙ୍ଗେ ସଙ୍ଗେ ସେ ଅର୍ଜୁନ, ସଞ୍ଜୟ ଏବଂ ଧୃତରାଷ୍ଟ୍ରଙ୍କ ବଚନକୁ ମଧ୍ୟ ନିଜ ଭାଷାରେ ଶ୍ଳୋକବଦ୍ଧ କରିଛନ୍ତି । ଗୀତାରେ ପ୍ରକୃତ ଶ୍ରୀକୃଷ୍ଣ କଥିତ ଶ୍ଳୋକସଂଖ୍ୟା ୬୨୦, ଅର୍ଜୁନ କଥିତ ଶ୍ଳୋକ ସଂଖ୍ୟା ୫୭, ସଞ୍ଜୟ କଥିତ ଶ୍ଳୋକ ସଂଖ୍ୟା ୬୭ ଏବଂ ଧୃତରାଷ୍ଟ୍ରଙ୍କଦ୍ୱାରା ଗୋଟିଏ ଶ୍ଳୋକ କଥିତ । ଏହି ୭୪୫ଶ୍ଳୋକରେ ସମ୍ପୂର୍ଣ୍ଣ ହୋଇଥିବା ଗୀତା ଗ୍ରନ୍ଥକୁ ଅଠର ଅଧ୍ୟାୟରେ ବିଭକ୍ତ କରି ମହାଭାରତର ଅଂଶଭାବେ ଯୋଗ କରିଛନ୍ତି ।
ଐତିହାସିକ, ତୁଳନାତ୍ମକ, ବର୍ଣ୍ଣନାତ୍ମକ, ବ୍ୟାବହାରିକ, ବ୍ୟାକରଣଗତ କିମ୍ବା ଅର୍ଥଗତ ଭାଷା ସମ୍ବନ୍ଧୀୟ ଯେକୌଣସି ଆଲୋଚନାକୁ ଆମେ ଭାଷାତତ୍ତ୍ୱର ଅନ୍ତର୍ଗତ ବୋଲି ଧରିନେଉ । ଭାଷା ଆଲୋଚନା କ୍ଷେତ୍ରରେ ଇଂରାଜୀ ଭାଷାରେ ଫିଲଲଜି ଓ ଲିଙ୍ଗୁଇଷ୍ଟିକସ୍ ବୋଲି ଦୁଇଟି ଶବ୍ଦ ପ୍ରଚଳିତ । ପୂର୍ବରୁ ସେମାନଙ୍କଦ୍ୱାରା ସୂଚିତ ଅର୍ଥରେ ବିଶେଷ ବ୍ୟବଧାନ ଥିବା ପରି ମନେହେଉନଥିଲା । ଅନ୍ତତଃ ଭାରତବର୍ଷରେ ଆମ୍ଭେମାନେ ଦୁଇଟିଯାକ ଶବ୍ଦକୁ ଏକପ୍ରକାର ଅର୍ଥରେ ବ୍ୟବହାର କରୁଥିଲୁ । ଏବେ କିନ୍ତୁ ସେମାନଙ୍କୁ ଦୁଇଟି ସ୍ୱତନ୍ତ୍ର ଅର୍ଥରେ ବ୍ୟବହାର କରାଯାଉଛି । ସେଥିପାଇଁ ଓଡ଼ିଆ ଭାଷାରେ "ଫିଲଲଜି" ପାଇଁ "ଭାଷାଜ୍ଞାନ" ଓ "ଲିଙ୍ଗୁଇଷ୍ଟିକସ୍" ପାଇଁ "ଭାଷାବିଜ୍ଞାନ" ଶବ୍ଦ ରଖିବା ଆବଶ୍ୟକ ହୋଇଛି ।
ଭୀମରାଓ ରାମଜୀ ଆମ୍ବେଦକର (୧୪ ଏପ୍ରିଲ ୧୮୯୧ - ୬ ଡିସେମ୍ବର ୧୯୫୬) ଜଣେ ଭାରତୀୟ ଆଇନଜୀବୀ, ଅର୍ଥନୀତିଜ୍ଞ, ସମାଜ ସଂସ୍କାରକ ଏବଂ ରାଜନୈତିକ ନେତା ଥିଲେ ଯିଏ ସମ୍ବିଧାନ ସଭା ବିତର୍କରୁ ଭାରତର ସମ୍ବିଧାନ ପ୍ରସ୍ତୁତ କରୁଥିବା କମିଟିର ନେତୃତ୍ୱ ନେଇଥିଲେ, ଜବାହରଲାଲ ନେହେରୁଙ୍କ ପ୍ରଥମ କ୍ୟାବିନେଟରେ ଆଇନ ଏବଂ ନ୍ୟାୟ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ହିନ୍ଦୁ ଧର୍ମ ତ୍ୟାଗ କରିବା ପରେ ଦଳିତ ବୌଦ୍ଧ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ ପ୍ରତିବର୍ଷ ୨୨ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅନେକ ବର୍ଷ ଧରି ରଘୁନାଥ ବେଶ ଆଉହୋଇନଥିଲା ବେଳେ ୧୯୯୪ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ନୃସିଂହ ବେଶ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଧ ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୨୪ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା : - ସୁନାବେଶ ପ୍ରାୟ ପାଞ୍ଚ ଥର ଓ ଶ୍ରାଦ୍ଧ ବେଶ ତିନିଥର ସଂପନ୍ନ ହୋଇଥାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଓଡ଼ିଶାରେ ବିଭିନ୍ନ ସମୟରେ ଓଡ଼ିଆ ଭାଷା ପାଇଁ ହୋଇଥିବା ଆନ୍ଦୋଳନଗୁଡ଼ିକ ସାମୁହିକ ଭାବେ ଓଡ଼ିଆ ଭାଷା ଆନ୍ଦୋଳନ ଭାବେ ଜଣା । ଆଧୁନିକ ଇତିହାସରେ ଏହା ପ୍ରଥମେ ୧୮୬୬ ବ୍ରିଟିଶ ଶାସନ କାଳରେ ଆରମ୍ଭ ହୋଇ ୧୯୦୩ ମସିହାରେ ଏକ ବିଶାଳ ଆନ୍ଦୋଳନର ରୂପ ନେଇଥିଲା । ଏହାର ପରିଣତି ସ୍ୱରୂପ ୧୯୩୬ ମସିହାରେ ଭାଷା ଭିତ୍ତିରେ ଭାରତର ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ଗଠିତ ହୋଇଥିଲା ।୧୯୫୪ ଓଡ଼ିଶା ରାଜଭାଷା ଆଇନ ଅନୁସାରେ ଓଡ଼ିଶାରେ ଓଡ଼ିଆ ରାଜଭାଷା ଭାବେ ବ୍ୟବହାର ହେବାର ନିୟମ ଗୃହୀତ ହୋଇଥିଲା। ୧୯୫୪ ମସିହାରେ ଓଡ଼ିଶା ବିଧାନ ସଭାରେ ପ୍ରଣୀତ ହେବା ପରେ ୧୯୬୬, ୧୯୬୮, ୧୯୮୫, ୧୯୯୫ ଓ ୨୦୧୨ ମସିହାର ଏହି ଆଇନକୁ କାର୍ଯ୍ୟକାରୀ କରିବା ନିମନ୍ତେ କିଛି ଆଦେଶନାମା ଜାରି ହୋଇଥିଲା। ୧୯୮୫ ଓ ୧୯୯୫ ମସିହାର ତତ୍କାଳୀନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକ ଏହା କାର୍ଯ୍ୟକାରୀ କରିବାକୁ ଉଦ୍ୟମ କରିଥିଲେ। । ପରେ ଓଡ଼ିଆ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ଛତିଶଗଡ଼ରେ ଦ୍ୱିତୀୟ ରାଜଭାଷାର ସ୍ୱୀକୃତି ପାଇବା ପରେ ଓଡ଼ିଆ ଭାଷା ଓଡ଼ିଶାର ବିଚ୍ଛିନ୍ନାଞ୍ଚଳରେ ଶିକ୍ଷା, ଆଇନ ଓ ଶାସନର ଭାଷା ହେବାର ସୁଯୋଗ ମିଳିଲା ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣି ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
{{Use British English|date=November 2011}} ଶ୍ରୀନିବାସ ରାମାନୁଜନ (pronunciation ) (୨୨ ଡିସେମ୍ବର ୧୮୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ 'ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ଅନନ୍ତ ବାସୁଦେବ ମନ୍ଦିର ଏକ ହିନ୍ଦୁ ବିଷ୍ଣୁ ମନ୍ଦିର ଯାହା ଭୁବନେଶ୍ୱରର ବିନ୍ଦୁସାଗର ତୀରରେ ଅବସ୍ଥିତ । । ଗଙ୍ଗ ବଂଶର ରାଜା ତୃତୀୟ ଅନଙ୍ଗ ଭୀମଦେବଙ୍କ କନ୍ୟା ଚନ୍ଦ୍ରାବତୀ ଏହି ମନ୍ଦିରଟିକୁ ୧୨୭୮ମସିହାରେ ତୋଳାଇଥିବାର ଜଣାଯାଏ । ଏଠାରେ କୃଷ୍ଣ, ବଳରାମ ଏବଂ ସୁଭଦ୍ରାଙ୍କ ପୂର୍ଣ୍ଣାବୟବ ପ୍ରତିମା ପୂଜା କରାଯାଉଅଛି । ଅନନ୍ତ ବା ବଳରାମଙ୍କର ଦଣ୍ଡାୟମାନ ସପ୍ତଫେଣାକୃତି ମୂର୍ତ୍ତି ଡାହାଣ ହାତରେ ହଳ ଓ ବାମ ହାତରେ ମୂଷଳ ଧରି ପୂଜା ପାଆନ୍ତି । ବାସୁଦେବ ବା କୃଷ୍ଣଙ୍କ ମୂର୍ତ୍ତିଙ୍କ ହାତରେ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଶୋଭାପାଉଛି । ସୁଭଦ୍ରାଙ୍କ ମୂର୍ତ୍ତି ବିକସିତ ପଦ୍ମ ଉପରେ ଦଣ୍ଡାୟମାନ । ପଶ୍ଚିମମୂଖି ଏହି ତିନି ମୂର୍ତ୍ତି ଏକ ବେଦି ଉପରେ ଦଣ୍ଡାୟମାନ ଭାବରେ ପୂଜିତ । ମନ୍ଦିରର ଦକ୍ଷିଣ ପଶ୍ଚିମ କୋଣରେ ମାତଙ୍ଗୀ ମହାଲକ୍ଷ୍ମୀଙ୍କ ପ୍ରତିମା ଓ ପାଷାଣ ସ୍ତମ୍ଭ ଭାବରେ ସୁଦର୍ଶନ ସ୍ଥାପିତ ଅଛନ୍ତି । ସିଂହଦ୍ୱାରରେ ସିଂହମୂର୍ତ୍ତି ରହିଛି । ପାର୍ଶ୍ୱଦେବତା ଭାବରେ ଦକ୍ଷିଣରେ ବରାହ ଓ ଉତ୍ତରରେ ବାମନ ପୂଜା ପାଉଛନ୍ତି । ଦ୍ୱାରପାଳ ଅଛନ୍ତି ଜୟ-ବିଜୟ । ମନ୍ଦିର ବେଢାରେ ପିଢ଼ଦେଉଳ, ଜଗମୋହନ, ନାଟମନ୍ଦିର ଓ ଭୋଗମଣ୍ଡପ ରହିଛି ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
କାହ୍ନୁଚରଣ ମହାନ୍ତି (୧୧ ଅଗଷ୍ଟ ୧୯୦୬–୬ ଅପ୍ରେଲ ୧୯୯୪) ଜଣେ ଭାରତୀୟ ଓଡ଼ିଆ ଔପନ୍ୟାସିକ ଥିଲେ । ୧୯୩୦ରୁ ୧୯୮୫ ପର୍ଯ୍ୟନ୍ତ ଛଅ ଦଶନ୍ଧିର ସାହିତ୍ୟ ରଚନା କାଳ ମଧ୍ୟରେ ସେ ୫୬ଟି ଉପନ୍ୟାସ ରଚନା କରିଥିଲେ । ତାଙ୍କର କେତେକ ଜଣାଶୁଣା ଉପନ୍ୟାସ ମଧ୍ୟରେ କା, ବାଲିରାଜା, ଶାସ୍ତି, ହା' ଅନ୍ନ, ଝଞ୍ଜା, ଶର୍ବରୀ, ତମସା ତୀରେ ଅନ୍ୟତମ । ୧୯୫୬ ମସିହାରେ ପ୍ରକାଶିତ ଉପନ୍ୟାସ କା ପାଇଁ ସେ ୧୯୫୮ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ଏବଂ ସେ ସାହିତ୍ୟ ଏକାଡେମୀର ଫେଲୋ ମଧ୍ୟ ହୋଇଥିଲେ । ତାଙ୍କୁ "ଓଡ଼ିଶୀର ଅନ୍ୟତମ ଲୋକପ୍ରିୟ ଉପନ୍ୟାସକାର" ଭାବରେ ବିବେଚନା କରାଯାଏ । ପ୍ରସିଦ୍ଧ ସାହିତ୍ୟିକ ଗୋପୀନାଥ ମହାନ୍ତି ଥିଲେ ତାଙ୍କର ସାନ ଭାଇ । ୧୯୯୪ ମସିହା ଏପ୍ରିଲ ୬ ତାରିଖରେ ୮୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିଲା ।
କଳାପାହାଡ଼ ନାମରେ ବଙ୍ଗଳାର ମୋଗଲ ଶାସକ ସୁଲତାନ ସୁଲେମାନ କିର୍ରାନିଙ୍କର (Sulaiman Karrani) ଜଣେ ସେନାପତିଙ୍କୁ ଡକାଯାଉଥିଲା । କେତେକ ଐତିହାସିକ ତଥ୍ୟରୁ ଜଣାଯାଏ, ସେ କଳିଙ୍ଗ-ଉତ୍କଳର ଶେଷ ସମ୍ରାଟ ମୁକୁନ୍ଦଦେବଙ୍କର ହିନ୍ଦୁ (ଓଡ଼ିଆ)ସେନାପତି ଥିଲେ, ଜାତିରେ କାୟସ୍ଥ ଥିଲେ ଓ ତାଙ୍କର ନାମ ରାଜିବ ଲୋଚନ ରାୟ ଥିଲା । ଧର୍ମ ପରିବର୍ତ୍ତନ କରି ସେ ମୁସଲମାନ ହେଲେ। ସେଖ୍ କବିର ବାତିନିଙ୍କର ମତରେ କଳାପାହାଡ଼ ଆଫଗାନ ଲୋକ ଥିଲେ । ଲୋକମୁଖରେ ସେ କଳାପାହାଡ଼ ନାମରେ ପରିଚିତ ଥିଲେ । ଓଡ଼ିଶାର କେତେକ ସ୍ଥାନ ସେ ବଙ୍ଗଳାର ଆଫଗାନ ଶାସକଙ୍କ ନିମନ୍ତେ ଦଖଲ କରିଥିଲେ ।କଳା ପାହାଡ ବହୁତ ନିଷ୍ଠୁର ଥିଲେ ସେ ଆକବରଙ୍କ ବାପାଙ୍କ ମାଉସୀ ପୁଅର ପୁଅ ଥିଲେ
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।