ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ମାନବ ଇମ୍ମ୍ୟୁନାଭାବ ଭୁତାଣୁ ସଂକ୍ରମଣ ଓ ଅର୍ଜିତ ଇମ୍ମ୍ୟୁନାଭାବ ସିଣ୍ଡ୍ରୋମ (HIV and AIDS) ଏକ ବିସ୍ତୃତ ଶ୍ରେଣୀର ଭୁତାଣୁ ଜନିତ ସଂକ୍ରମଣ ଯାହା ମାନବ ଇମ୍ମ୍ୟୁନାଭାବ ଭୁତାଣୁଦ୍ୱାରା ହୁଏ । ରୋଗ ଆରମ୍ଭ ସମୟରେ ଲକ୍ଷଣ ଜଣାଯାଇ ନ ପାରେ ବା ସାମାନ୍ୟ ଇନ୍ଫ୍ଲୁଏଞ୍ଜା ରୋଗ ଭଳି ଲକ୍ଷଣ ପ୍ରକାଶ ପାଏ । ଏହା ପଶ୍ଚାତ ବହୁତ ଦିନ ଧରି କୌଣସି ଲକ୍ଷଣ ଦେଖାଯାଏ ନାହିଁ । ସମୟକ୍ରମେ ଇମ୍ମ୍ୟୁନିଟି ବିଭାଗକୁ ଦୁର୍ବଳ କରିଦେବା ଫଳରେ ଯକ୍ଷ୍ମା ତଥା ଅନ୍ୟାନ୍ୟ ସଂକ୍ରମଣ ଓ ଅର୍ବୁଦ ଦେଖାଯାଏ ଯାହା ଇମ୍ମ୍ୟୁନିଟି ଥିବା ଲୋକଙ୍କଠାରେ ଦେଖାଯାଏ ନାହିଁ । ବିଳମ୍ବିତ ଲକ୍ଷଣ ବାହାରିଲେ ଏଡସ୍ କୁହାଯାଏ । ଏହି ସମୟରେ ଓଜନ ହ୍ରାସ ହୁଏ ।
ମାଲେସିଆ ଦକ୍ଷିଣ ପୂର୍ବ ଏସିଆର ଏକ ଦେଶ | ଏହା ଏକ ସଂଘୀୟ ରାଷ୍ଟ୍ର ଯେଉଁଥିରେ ୧୩ଟି ରାଜ୍ୟ ଅଛି | ଦକ୍ଷିଣ ଚୀନ ସାଗରଦ୍ୱାରା ଏହାକୁ ଦୁଇ ଭାଗରେ ବିଭକ୍ତ କରାଯାଇଛି | ଏହାର ମୁଖ୍ୟ ଭାଗ ମାଳୟ ଉପଦ୍ୱୀପରେ ଅଛି | ଏହାର ପଶ୍ଚିମ ଉପକୂଳରେ ମାଲାକା ଜଳପଥ ଏବଂ ପୂର୍ବ ଉପକୂଳରେ ଦକ୍ଷିଣ ଚୀନ ସାଗର ଅବସ୍ଥିତ| ଏହି ଦେଶର ଅନ୍ୟ ଅଂଶ, ବେଳେବେଳେ ପୂର୍ବ ମାଲେସିଆ ଭାବରେ ଜଣାଶୁଣା, ଦକ୍ଷିଣ ଚୀନ ସାଗରର ବୋର୍ନିଓ ଦ୍ୱୀପର ଉତ୍ତର ଭାଗରେ | ମାଳୟ ଉପଦ୍ୱୀପରେ ଥିବା କୁଆଲାଲମ୍ପୁର ଏହାର ରାଜଧାନୀ | ସଂଘୀୟ ରାଜଧାନୀ ନିକଟରେ ପୁତ୍ରଜୟାକୁ ସ୍ଥାନାନ୍ତରିତ ହୋଇଛି, ଯାହାକି ଏକ ନୂତନ ଭାବରେ ନିର୍ମିତ ସହର ଯାହାକି ପ୍ରଶାସନ ପାଇଁ ସ୍ୱତନ୍ତ୍ର ଭାବରେ ପରିକଳ୍ପିତ |
ଇମ୍ରାନ ଅହମ୍ମଦ ଖାଁ ନିଆଜୀ (ଜନ୍ମ ୫ ଅକ୍ଟୋବର ୧୯୫୨) ଜଣେ ପାକିସ୍ତାନୀ ରାଜନେତା ତଥା ପୂର୍ବତନ କ୍ରିକେଟର ଯିଏକି ଅଗଷ୍ଟ ୨୦୧୮ରୁ ଏପ୍ରିଲ ୨୦୨୨ ପର୍ଯ୍ୟନ୍ତ ପାକିସ୍ତାନର ୨୨ତମ ପ୍ରଧାନମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ଅବିଶ୍ୱାସ ପ୍ରସ୍ତାବରେ ହାରିଯାଇ ବହିଷ୍କୃତ ହେବାରେ ସେ ହେଉଛନ୍ତି ପାକିସ୍ତାନ୍ନର ପ୍ରଥମ ପ୍ରଧାନମନ୍ତ୍ରୀ । ସେ ପାକିସ୍ତାନର ଅନ୍ୟତମ ବଡ ରାଜନୈତିକ ଦଳ 'ପାକିସ୍ତାନ ତେହେରିକ-ଇ-ଇନସାଫ' (ପିଟିଆଇ)ର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷ ଅଟନ୍ତି ।
ବିଶ୍ୱ ଏଡ୍ସ ଦିବସ, ଡିସେମ୍ବର ୧ରେ ପ୍ରତିବର୍ଷ ପାଳିତ ହୋଇଥାଏ । ଏହା ଏଡ୍ସ (AIDS)ର ସଂକ୍ରମଣକୁ ପ୍ରତିରୋଧ କରିବା ନିମନ୍ତେ ପାଳନ କରାଯାଇଥାଏ । ସରକାରୀ ଓ ସ୍ୱାସ୍ଥ୍ୟ କର୍ମଚାରୀମାନେ ଏହି ଦିନଟିକୁ ଏଡ୍ସ ବାବଦରେ ଭାଷଣ ଦେଇ ଜନସଚେତନତା ତିଆରି କରି ପାଳନ କରିଥାନ୍ତି । ୧୯୯୫ଠାରୁ ଯୁକ୍ତରାଷ୍ଟ୍ର ଆମେରିକାର ରାଷ୍ଟ୍ରପତି ଏହାକୁ ସରକାରୀ ତାଲିକାଭୁକ୍ତ କରିଥିଲେ । ବାକି ଦେଶରେ ମଧ୍ୟ ଏହି ଦିନ ଏଡ୍ସ ଦିବସ ପାଳନ କରାଯାଇଥାଏ ।
ସିସପ୍ଲାଟିନ (ଇଂରାଜୀ ଭାଷାରେ Cisplatin) ଏକ କେମୋଥେରାପି ଔଷଧ (chemotherapy medication) ଯାହା ଅନେକ ରକମର କର୍କଟ ରୋଗର ଚିକିତ୍ସାରେ ଦିଆଯାଏ । ଏହି ରୋଗମାନଙ୍କର ନାମ ଯଥାକ୍ରମେ ଟେସ୍ଟିକୁଲାର କର୍କଟ (testicular cancer), ଓଭାରି କର୍କଟ, ସ୍ତନ କର୍କଟ, ମୂତ୍ରାଶୟ କର୍କଟ (bladder cancer), ମୁଣ୍ଡ ଓ ବେକ କର୍କଟ, ଗର୍ଭାଶୟ ଗ୍ରୀବା କର୍କଟ, ଫୁସଫୁସ କର୍କଟ, ମେସୋଥେଲିଓମା, ଏସୋଫେଜିଆଲ କର୍କଟ (esophageal cancer), ମସ୍ତିଷ୍କ କର୍କଟ ଓ ନିଉରୋବ୍ଲାସ୍ଟୋମା । ଶିରାଭ୍ୟନ୍ତର ଇଞ୍ଜେକସନ (injection into a vein) ଆକାରରେ ଏହା ଦିଆଯାଏ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ସମୁଦ୍ର ହେଉଛି ଲୁଣିଆ ପାଣିର ସମନ୍ୱୟ, ଯାହାକି ସ୍ଥଳଭାଗଦ୍ୱାରା ସମ୍ପୂର୍ଣ୍ଣ ଭାବେ କିମ୍ବା ଆଂଶିକ ଭାବେ ଆବଦ୍ଧ ହୋଇଥାଏ । ପୃଥିବୀର ପାଣିପାଗ, ଅଙ୍ଗାରକ ଚକ୍ର, ଯବକ୍ଷାରଯାନ ଓ ଜଳ ଚକ୍ରକୁ ସନ୍ତୁଳିତ ରଖିବାରେ ସମୁଦ୍ରର ଭୂମିକା ରାହିଅଛି । ପୃଥିବୀର ଏହି ସମୁଦ୍ରକୁ ପାଞ୍ଚଟି ମହାସାଗରରେ ବିଭକ୍ତ କରାଯାଇଛି । ସେଗୁଡିକ ହେଉଛି, ପ୍ରଶାନ୍ତ ମହାସାଗର, ଭାରତ ମହାସାଗର, ଆଟ୍ଲାଣ୍ଟିକ ମହାସାଗର, ଆରବ ମହାସାଗର, ଦକ୍ଷିଣ ମହାସାଗର ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତିମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଟିପଚିହ୍ନ ସାଧାରଣ ଭାବରେ ମଣିଷ ଆଙ୍ଗୁଠିର ଗାରଦ୍ୱାରା ଚିହ୍ନିତ ଦାଗକୁ ବୁଝାଏ । ଅପରାଧ ସ୍ଥଳରୁ ମିଳିଥିବା ଟିପଚିହ୍ନ ନାୟିକ ବିଜ୍ଞାନରେ (en:Frensic science) ଅତି ମହତ୍ୱପୂର୍ଣ୍ଣ । ଉପଯୁକ୍ତ ସ୍ଥଳରେ (ଧାତୁ, ଗ୍ଲାସ୍ ବା ଚିକ୍କଣ ପଥର) ଆଙ୍ଗୁଠି ଗାରର ଏକ୍ରିନ ଗ୍ରନ୍ଥିରୁ (en:eccrine gland) ବାହାରୁଥିବା ପ୍ରାକୃତିକ କ୍ଷରଣ ବା ଝାଳର ଦାଗ ସହଜରେ ରହିଯାଏ । ଏହାକୁ ଇଂରାଜୀ ଭାଷାରେ ଚାନ୍ସଡ୍ ଇମ୍ପ୍ରେସନ/ "Chanced Impressions" କୁହାଯାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଫ୍ରାଙ୍କଲିନ ଡି॰ରୁଜଭେଲଟ ( ଜାନୁୟାରୀ ୩୦ , ୧୮୮୨-ଏପ୍ରିଲ ୧୨, ୧୯୪୫ ) , ଜଣେ ଆମେରିକୀୟ ନାଗରିକ ତଥା ରାଜନୈତିକ ନେତା , ଯିଏ ଆମେରିକା ଯୁକ୍ତରାଷ୍ଟ୍ରର ୩୨ ତମ ରାଷ୍ଟ୍ରପତି ଭାବରେ ୧୯୩୩ରୁ ୧୯୪୫ ପର୍ଯ୍ୟନ୍ତ ଥିଲେ । ଜଣେ ଗଣତନ୍ତ୍ର ବାଦୀ ଭାବରେରେ ରେକର୍ଡ ଚତୁର୍ଥ ଥର ପାଇଁ ରାଷ୍ଟ୍ରପତି ନିର୍ବାଚନରେ ବିଜୟୀ ହେଇଥିଲେ ଏବଂ ୧୯୩୨ ପରେ ସେ ତାଙ୍କ ଦଳର ଅପ୍ରତିଦ୍ୱନ୍ଦୀ ନେତା ଭାବରେ ରହିବା ସହ ବିଂଶ ଶତାବ୍ଦୀର ମଧ୍ୟ ଭାଗରେ ସାରା ପୃଥିବୀର ଜଣେ କେନ୍ଦ୍ରୀୟ ବ୍ୟକ୍ତିତ୍ୱ ରହିଥିଲେ । ସେହି ସମୟ ମଧ୍ୟରେ ବିଶ୍ୱବ୍ୟାପି ଅର୍ଥନୈତିକ ମାନ୍ଦା ଅବସ୍ଥା ତଥା ସମ୍ପୂର୍ଣ୍ଣ ଯୁଦ୍ଧ ପରିସ୍ଥିତିରେ ଯୁକ୍ତରାଷ୍ଟ୍ର ଆମେରିକାକୁ ଦୃଢ଼ ନେତୃତ୍ୱ ଦେଇ ପାରିଥିଲେ । ତାଙ୍କ ପ୍ରାୟୋଜିତ ଉପଶମ , ପୁନରୁଦ୍ଧାର ଏବଂ ସଂସ୍କାର କାର୍ଯ୍ୟକ୍ରମ ଯାହା " ନୂତନ ବ୍ୟବସ୍ଥା " ଭାବରେ ପରିଚିତ ଥିଲା , ସେଥିରେ ସାଯୁକ୍ତ ସରକାର ରାଷ୍ଟ୍ରର ଅର୍ଥନୀତି ସହିତ ବିସୃତ ଭାବରେ ଜଡ଼ିତ କରି ଥିଲେ । ଡେମୋକ୍ରାଟ ଦଳର ଜଣେ ପ୍ରଭାବଶାଳି ନେତା ହିସାବରେ ସେ ମିଳିତ ଶ୍ରମିକ ସଂଘ , ଗୋରା ମୂଳ ଅଧିବାସୀ , ଆଫ୍ରିକୀୟ ଆମେରିକାନ , ଉତ୍ତରାଞ୍ଚଳ ଆମେରିକାର ଗ୍ରାମୀଣ ଗୋରା ଅଧିବାସୀ ସମସ୍ତଙ୍କୁ ଏକଜୁଟ କରି ଏକ ' ନୂତନ ବ୍ୟବସ୍ଥାପିତ ସଂଘ ' ଗଠନ କରିଥିଲେ , ଯାହାକି ଡେମୋକ୍ରାଟ ଦଳର ପୂର୍ଣା ସମର୍ଥନ ହାସଲ କରିଥିଲା । ତାଙ୍କ ସମୟକାଳ ମଧ୍ୟରେ ଆମେରିକୀୟ ରାଜନୀତିରେ ପୁନଃ - ସମୀକରଣ ଘଟି ' ପଞ୍ଚମ ଦଳୀୟ ବ୍ୟବସ୍ଥା 'ର ଅୟମାରମ୍ଭ ହେଇ ବିଂଶ ଶତାବ୍ଦୀର ତୃତୀଯାଂଶରେ ଆମେରିକୀୟ ଉଦରବାଦୀତ୍ୱର ବିସ୍ତାର ହେଇଥିଲା । Anna Eleanor Roosevelt (May 3, 1906 – December 1, 1975) James Roosevelt II (December 23, 1907 – August 13, 1991) Franklin Roosevelt (March 18, 1909 – November 7, 1909) Elliott Roosevelt (September 23, 1910 – October 27, 1990) Franklin Delano Roosevelt, Jr.
ଇସଲାମ (اَلْإِسْلَامُ - ଅଲ୍-ଇସ୍ଲାମ୍ - ଅର୍ଥାତ୍ ଈଶ୍ବରଙ୍କଠାରେ ସମର୍ପଣ) ଏକ ଏକେଶ୍ୱରବାଦୀ ଆବ୍ରାହମୀୟ ଧର୍ମ । ଏହାର ମୂଳ ଶିକ୍ଷା ହେଉଛି ଆଲ୍ଲା ଏକ ଏବଂ ଅଦ୍ୱିତୀୟ ତଥା ମହମ୍ମଦ ଈଶ୍ବରଙ୍କ ପୈଗମ୍ବର । ଇସଲାମ ଧର୍ମପନ୍ଥୀ ମୁସଲମାନ ଭାବେ ପରିଚିତ । ଏହାର ବିଶ୍ୱର ଦ୍ୱିତୀୟ ବୃହତ୍ତମ ଧର୍ମ ଏବଂ ଏଥିରେ ୧୮୦ କୋଟି ଲୋକ ଅଛନ୍ତି । ୪୯ଟି ଦେଶରେ ମୁସଲମାନମାନେ ସଂଖ୍ଯା ଗରିଷ୍ଠ ଅଛନ୍ତି । ଇସଲାମ ଶିକ୍ଷା ଦିଏ ଯେ - ଆଲ୍ଲା ଦୟାମୟ, ସର୍ବଶକ୍ତିମାନ ଏବଂ ଅଦ୍ୱିତୀୟ ତଥା ଭବିଷ୍ଯଦ୍ବକ୍ତା, ଗ୍ରନ୍ଥ ଏବଂ ପ୍ରାକୃତିକ ସଙ୍କେତଦ୍ୱାରା ମନୁଷ୍ଯମାନଙ୍କର ପଥପ୍ରଦର୍ଶନ କରିଥିଲେ । ଇସଲାମର ପ୍ରମୁଖ ଗ୍ରନ୍ଥ ହେଉଛି କୋରାନ - ଆଲ୍ଲାଙ୍କ ମୁଖ ନିଃସୃତ ବାଣୀ ତଥା ସୁନ୍ନାଃ -
କ୍ରାନ୍ତୀୟ ଘୁର୍ଣ୍ଣିବାତ୍ୟାଙ୍କ ନାମକରଣ
ବିଭିନ୍ନ ଝଡ଼ ବା ବାତ୍ୟା ସତର୍କ କେନ୍ଦ୍ର ନିଜ ନିଜ ମଧ୍ୟରେ ଯୋଗାଯୋଗ ବେଳେ ଓ ସାଧାରଣ ଜନତାଙ୍କୁ ଆସନ୍ନ ବାତ୍ୟାର ସୂଚନା ଦେବାବେଳେ ସୁବିଧା ପାଇଁ, କ୍ରାନ୍ତୀୟ ଓ ଉପ-କ୍ରାନ୍ତୀୟ ଘୁର୍ଣ୍ଣିବାତ୍ୟାମାନଙ୍କର ନାମକରଣ କରାଯାଇଥାଏ । ଏକ ଅଞ୍ଚଳରେ ବାରମ୍ବାର ଘୁର୍ଣ୍ଣିବାତ୍ୟା ସୃଷ୍ଟି ହେଉଥିଲେ ଅଲଗା ଅଲଗା ନାମ ରଖିବାଦ୍ୱାରା ସେମାନଙ୍କ ସମ୍ପର୍କିତ ଭ୍ରାନ୍ତି ଦୂର ହୁଏ । ସାଧାରଣତଃ ବାତ୍ୟାରେ ପବନର ବେଗ ୩୩ ନଟ୍ସ୍ (୬୧ କି.ମି.
୧୯୪୮ ମସିହା ଏପ୍ରିଲ ୭ ତାରିଖରେ ଜାତିସଂଘ ପକ୍ଷରୁ ପ୍ରତିଷ୍ଠା ହେଇଥିଲା ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ(WHO)। ବିଶ୍ୱରେ ସ୍ୱାଥ୍ୟ ସେବା ସମ୍ପର୍କିତ ବିବରଣୀ ସଂଗ୍ରହ କରିବା ଏବଂ ଏହାର ମୁକାବିଲା ଦିଗରେ ଆବଶ୍ୟକ ପଦକ୍ଷେପ ନେବା ଥିଲା ଏହି ସଂଗଠନର ଉଦ୍ଦେଶ୍ୟ ।ଏହାର ମୂଖ୍ୟାଳୟ ସୁଇଜରଲାଣ୍ଡର ଜେନେଭାଠାରେ ପ୍ରତିଷ୍ଠା ହେଇଥିଲା ।ଅବଶ୍ୟ ଏହା ପୂର୍ବରୁ ସଂଗଠନ ପ୍ରତିଷ୍ଠା ଲାଗି ୧୯୪୬ ଜୁଲାଇ ୨୨ରେ ଜାତିସଂଘର ୬୧ଟି ସଦସ୍ୟ ରାଷ୍ଟ୍ର ଏକ ରାଜିନାମା ସ୍ୱାକ୍ଷର କରିଥିଲେ ।ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ପ୍ରଥମ ବୈଠକ ୧୯୪୮ ଜୁଲାଇ ୨୪ରେ ଶେଷ ହେଇଥିଲା ।ପ୍ରତିଷ୍ଠା ହେବା ଦିନରୁ ସଂଗଠନ ବିଶ୍ୱରୁ ବସନ୍ତରୋଗ ସମ୍ପୁର୍ଣ୍ଣ ଭାବେ ଲୋପ କରିବା ଲାଗି ଉଦ୍ୟମ ଆରମ୍ଭ କରିଥିଲା ଏବଂ ଏଦିଗରେ ସଫଳ ମଧ୍ୟ ହେଇଥିଲା ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଦୟାନନ୍ଦ ସରସ୍ୱତୀ (ଖ୍ରୀ.ଅ ୧୮୨୪ - ୧୮୮୩) ଥିଲେ ଜଣେ ଲେଖକ, ସମାଜ ସଂସ୍କାରକ ଓ ଆର୍ଯ୍ୟ ସମାଜର ସଂସ୍ଥାପକ । ଦୟାନନ୍ଦ ସଂସ୍କୃତ ଓ ହିନ୍ଦୀ ଭାଷାରେ ପ୍ରଭାବଶାଳୀ ବକ୍ତା ଭାବେ ପରିଚିତ । ସେ କହୁଥିଲେ ମୃତ ବ୍ୟକ୍ତିକୁ ଶ୍ରାଦ୍ଧ ତର୍ପଣ ନଦେଇ ଜୀବିତ ପିତାମାତା ଓ ବୃଦ୍ଧ ବ୍ୟକ୍ତିକୁ ସେବା କରିବା ହେଲା ପିତୃଯଜ୍ଞ । ଫଳିତ ଜ୍ୟୋତିଷ, ସାମୁଦ୍ରିକ ବିଦ୍ୟା, ହସ୍ତରେଖା ଆଦି ଅଯଥାର୍ଥ ଓ ଅନାବଶ୍ୟକ କାମ । ଲୈାକିକ ବ୍ୟବହାରରେ ସାଧୁତା, ଯଥାର୍ଥ କର୍ମସାଧନା, କର୍ତ୍ତବ୍ୟ ପ୍ରତି ନିଷ୍ଠା ବଳରେ ପ୍ରାଣୀ ଫଳପ୍ରାପ୍ତ ହୁଅନ୍ତି ପ୍ରତିମା ପୂଜାଦେଇ ନୁହେଁ । ତାଙ୍କର ଉପଲବ୍ଧ ସତ୍ୟକୁ ପ୍ରତିପାଦିତ କରିବାକୁ ଯାଇ ସେ ଅପୌତ୍ତଳିକତା ଓ ନିଚ୍ଛକ ବୈଦିକ ସତ୍ୟର ଆଲୋଚନା ପାଇଁ ଆର୍ଯ୍ୟ ସମାଜ ସ୍ଥାପନ କରିଥିଲେ । ଆର୍ଯ୍ୟ ସମାଜ ଜରିଆରେ ଶିକ୍ଷାର ପ୍ରସାର କରାଇ ନାରୀକୁ ପୁରୁଷ ସହ ସମାନ ଅଧିକାର ଦେବାର ଯୁକ୍ତି ସେ ଦର୍ଶାଇଥିଲେ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଏକ ଇଣ୍ଡୋ-ଆର୍ଯ୍ୟ ଭାରତୀୟ ଭାଷା । ଏହା ଭାରତର ଓଡ଼ିଶାରେ ସର୍ବାଧିକ ବ୍ୟବହୃତ ଓ ମୁଖ୍ୟ ସ୍ଥାନୀୟ ଭାଷା ଏବଂ ୯୧.୮୫% ଲୋକଙ୍କ ଦ୍ୱାରା କଥିତ । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ସାମୂହିକ ଭାବେ କିଛି ବ୍ୟକ୍ତିବିଶେଷ ଅଥବା ଅନୁଷ୍ଠାନ ଏକ ମହତ କାର୍ଯ୍ୟ ସମ୍ପାଦନ ଏବଂ ଏହାର ବୃହତ୍ତର ଲକ୍ଷ୍ୟ ପୂରଣ କରିବାକୁ ଏକ ପ୍ରକାର ଉଦ୍ୟମ ବଜାୟ ରଖିବାକୁ ସାମାଜିକ ଆନ୍ଦୋଳନ (ସୋସିଆଲ ମୁଭମେଣ୍ଟ) କୁହାଯାଏ । ଆନ୍ଦୋଳନକୁ ସଂମ୍ପୂର୍ଣ କରିବାର ପ୍ରୟାସ ଏହାର ସଦସ୍ୟମାନଙ୍କଠାରେ ଏକ ପ୍ରକାର ନିଶା ଦେଖାଯାଇଥାଏ । ଦାବିଗୁଡିକ ସମୟୋପଯୋଗୀ ହୋଇଥିଲେ ସାମାଜିକ ଆନ୍ଦୋଳନର ଫଳାଫଳ ପ୍ରାୟତଃ ବାଞ୍ଛନୀୟ ହୋଇଥାଏ । ୨୦୧୬ ସମୟରେ ଦେଖାଯାଉଥିବା ସାମାଜିକ ଆନ୍ଦୋଳନଗୁଡିକ ହେଲା ଶ୍ରମିକ ସଙ୍ଗଠନ ଆନ୍ଦୋଳନ , ଓଡ଼ିଆ ଭାଷା ସାହିତ୍ୟ ଆନ୍ଦୋଳନ, ନୟାଗଡ଼ ଚାଷୀ ଆନ୍ଦୋଳନ, ମହାନଦୀ ଜଳ ବଞ୍ଚାଅ ଆନ୍ଦୋଳନ, ଭବିଷ୍ୟତ ପାଇଁ ଖଣି ଓ ପାଣି ଆନ୍ଦୋଳନ ଓ ନାରୀ ନିର୍ଯ୍ୟାତନା ବିରୋଧୀ ଆନ୍ଦୋଳନ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
କ୍ରେଡିଟ କାର୍ଡ଼ ବା ବାକି କାର୍ଡ ଏକ ଛୋଟ ପ୍ଲାଷ୍ଟିକ କାର୍ଡ ଅଟେ । ଏହି କାର୍ଡଦ୍ୱାରା ଜିନିଷପତ୍ର କିଣିଲେ ଆଗ ପଇସା ଦେବାକୁ ପଡେନାହିଁ । ପ୍ରଥମେ ବାକିରେ ଏହି କାର୍ଡ଼ଧାରୀ ଜିନିଷ କିଣି ପରେ ଏହାର ମୂଲ୍ୟ ଦେଇପାରିବେ । ଏହି କାର୍ଡଦ୍ୱାରା ଏଟିଏମ କିମ୍ବା ବ୍ୟାଙ୍କରୁ ନଗଦ ଅର୍ଥ ମଧ୍ୟ ଉଠାଯାଇ ପାରେ । କିଣିଥିବା ଜିନିଷର ପଇସା ସଠିକ ସମୟରେ ଦେଇନପାରିଲେ ଉଚ୍ଚ ହାରରେ ସୁଧ ସହିତ ମୂଳ ଦେବାକୁ ପଡ଼ିଥାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ବେଭାସିଜୁମାବ (ଇଂରାଜୀ ଭାଷାରେ Bevacizumab, ଏକ ବିକ୍ରୟ ନାମ ଆଭାସ୍ଟିନ/Avastin) ଏକ ଔଷଧ ଯାହା ଏକ ନିର୍ଦ୍ଦଷ୍ଟ ଆଖି ରୋଗ ଓ ଅନେକ କର୍କଟ ରୋଗମାନଙ୍କର ଚିକିତ୍ସାରେ ଦିଆଯାଏ । କୋଲୋନ କର୍କଟ, ଫୁସଫୁସ କର୍କଟ, ଗ୍ଲାୟୋବ୍ଲାସ୍ଟୋମା (glioblastoma) ଓ ବୃକ୍କ-ଜୀବକୋଷ କର୍କଟ (renal-cell carcinoma) ଇତ୍ୟାଦି ରୋଗମାନଙ୍କରେ ଏହା ଶିରାଭ୍ୟନ୍ତର ଇନଫ୍ୟୁଜନ (slow injection into a vein) ଆକାରରେ ଦିଆଯାଏ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ବନ୍ଦେ ମାତରମ ଏକ ରାଷ୍ଟ୍ର ଭକ୍ତି କବିତା ଯାହା ବଙ୍କିମ ଚନ୍ଦ୍ର ଚଟୋପାଧ୍ୟାୟଙ୍କଦ୍ୱାରା ୧୮୮୨ ମସିହାରେ ଆନନ୍ଦ ମଠ ଉପନ୍ୟାସରେ ଲେଖାଯାଇଥିଲା । ଏହା ସଂସ୍କୃତ ଓ ବଙ୍ଗଳା ଭାଷାର ମିଶାମିଶି ଭାଷାରେ ଲେଖାଯାଇଥିଲା । ଏହି କବିତାଟି ଏକ ଜଣାଣ ଅଟେ ଯେଉଁଥିରେ ମା ଦୁର୍ଗାଙ୍କୁ ଭାରତ ମାତାଙ୍କ ଅବତାର ସହିତ ତୁଳନା କରି ତାଙ୍କ ବନ୍ଦନା କରାଯାଇଛି । ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଏହି କବିତାର ଭୂମିକା ଅନେକ । ଏହି କବିତାଟିକୁ ପ୍ରଥମ ଥର ପାଇଁ ରବୀନ୍ଦ୍ରନାଥ ଠାକୁର ୧୮୯୬ର କଂଗ୍ରେସ ଅଧିବେସନରେ ଆବୃତ୍ତି କରିଥିଲେ । ୧୯୫୦ରେ ଭାରତ ଯେତବେଳେ ଏକ ଗଣତାନ୍ତ୍ରିକ ଦେଶ ଭାବେ ପରିଚୟ ପାଇଲା ସେତବେଳେ ଏହି କବିତାର ଦୁଇଟି ଛନ୍ଦ ସରକାରୀ ଭାବରେ ଭାରତ ଗଣରାଜ୍ୟର ରାଷ୍ଟ୍ର ଗାନ କରିଦିଆଗଲା ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରାଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଭାଷା ହେଉଛି ଯୋଗାଯୋଗର ଜଟିଳ ପ୍ରଣାଳୀକୁ ଶିଖିବା ଓ ବ୍ୟବହାର କରିବା ପାଇଁ ଥିବା ମନୁଷ୍ୟର ସାମର୍ଥ୍ୟ ଏବଂ ଗୋଟିଏ ଭାଷା ହେଉଛି ଏହି ଜଟିଳ ଯୋଗାଯୋଗ ପ୍ରଣାଳୀର ଏକ ଉଦାହରଣ । ପୃଥିବୀରେ ସର୍ବମୋଟ କେତେ ଭାଷା ଅଛି ଏକଥା ସଠିକ ଭାବେ କହିବା ସମ୍ଭବ ନୁହେଁ ଏବଂ ଏହି ସଂଖ୍ୟା ଭାଷା (language) ଓ ଲୋକଭାଷା (dialects) ମଧ୍ୟରେ ସୂକ୍ଷ୍ମ ପ୍ରଭେଦ ଉପରେ ନିର୍ଭର କରେ । ତଥାପି ଆକଳନ କରାଯାଇଛି ଯେ ଏହି ସଂଖ୍ୟା ୬୦୦୦ରୁ ୭୦୦୦ ହେବ ।
ମାୟା ସଭ୍ୟତା (ଇଂରାଜୀ ଭାଷାରେ The Maya civilization ()) ଏକ ସଭ୍ୟତାର ନାମ ଯାହା ମାୟା ଲୋକମାନେ ପ୍ରାକ-କଲମ୍ବିଆନ ଯୁଗରେ ଉନ୍ନତ ଧରଣର ଲିପି, ଉଚ୍ଚ ବିକଶିତ ଲେଖା, ମାୟା କଳା, ମାୟା ସ୍ଥାପତ୍ୟ, ମାୟା ଗଣିତ ଓ ମାୟା ଖଗୋଳ ଶାସ୍ତ୍ର ଇତ୍ୟାଦି ବିକାଶ କରିଥିଲେ । ଏହି ସଭ୍ୟତା ଦକ୍ଷିଣପୂର୍ବ ମେକ୍ସିକୋ, ସମ୍ପୁର୍ଣ୍ଣ ଗୁଆତେମାଲା (Guatemala ) ଓ ବେଲିଜେରେ (Belize) ଥିଲା ଓ ଏହା ସହିତ ହୋଣ୍ଡୁରାସ ଓ ଏଲ ସାଲଭାଡରରେ (El Salvador) ମଧ୍ୟ ଥିଲା । ଉତ୍ତର ନିମ୍ନଭୂମିରେ ଥିବା ୟୁକାଟାନ ପେନିନସୁଲା (en:Yucatán Peninsula) ଓ ଉଚ୍ଚଭୂମିରେ ଥିବା ସିଏରା ମାଡ୍ରେ ଡି ଚିଆପାସ (Sierra Madre), ଗୁଆତେମାଲା, ମେକ୍ସିକୋ, ଏଲ ସାଲଭାଡର ଓ ପାସିଫିକ ଲୋଟୋରାଲ ସମତଳ ନିମ୍ନଭୂମି ପର୍ଯ୍ୟନ୍ତ ବ୍ୟାପିଥିଲା । ସେଠାକାର ଲୋକମାନଙ୍କ ନିମନ୍ତେ ଏକ ଆଧୁନିକ ମାୟା ନାମ ଦିଆଯାଇଥିଲା ଯାହା ଉକ୍ତ ସ୍ଥାନର ଲୋକମାନେ କେବେ ବ୍ୟବହର କରିନଥିଲେ କାରଣ ତାଙ୍କର ସେତେବେଳ କୌଣସି ଚିହ୍ନ ବା ରାଜନୈତିକ ଏକତା ନଥିଲା ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଗ୍ରେଗୋରିଆନ୍ କ୍ୟାଲେଣ୍ଡର ଅନୁଯାୟୀ ଡିସେମ୍ବର ହେଉଛି ବର୍ଷର ଦ୍ୱାଦଶ ଏବଂ ଶେଷ ମାସ, ଏବଂ ସାତୋଟି ୩୧ ଦିନିଆ ମାସ ମଧ୍ୟରୁ ଗୋଟିଏ । ଲାଟିନ୍ ଭାଷାରେ, ଡିସେମ୍ (decem) ଅର୍ଥ ହେଉଛି "ଦଶ" । ଜାନୁଆରୀ ଓ ଫେବୃଆରୀ ମାସ ଯୋଡ଼ିହେବା ପୂର୍ବରୁ ଡିସେମ୍ବର ହିଁ ରୋମାନ୍ କ୍ୟାଲେଣ୍ଡରର ଦଶମ ମାସ ଥିଲା । ଡିସେମ୍ବର ସହିତ ଜଡ଼ିତ ଫୁଲ ହେଉଛି ହୋଲି କିମ୍ବା ନରସିସସ୍ । ଡିସେମ୍ବର ମାସର ଉତ୍ତର ଗୋଲାର୍ଦ୍ଧରେ ଦିନର ସମୟ ସବୁଠାରୁ କମ୍ (ସୂର୍ଯ୍ୟ କିରଣ ସମୟ) ଏବଂ ଦକ୍ଷିଣ ଗୋଲାର୍ଦ୍ଧରେ ଦିନର ସମୟ ଦୀର୍ଘତମ ହୋଇଥାଏ ।
ଆଘାତୋତ୍ତର ଚାପ ବେମାରୀ (PTSD) ଏକ ମାନସିକ ବେମାରୀ ଯାହା ଜଣେ ମଣିଷ ଯୌନ ଆକ୍ରମଣ, ଯୁଦ୍ଧ, ଗାଡ଼ି ଧକ୍କା ବା ଅନ୍ୟାନ୍ୟ ଜୀବନ ଆଶଙ୍କା ଥିବା ଘଟଣା ପରେ ବାହାରେ । ଏହି ରୋଗର ଲକ୍ଷଣ - ବ୍ୟାକୁଳ ଭାବନା, ଅନୁଭବ ବା ଆଘାତ ସମ୍ପର୍କୀୟ ଘଟଣାର ସ୍ୱପ୍ନ, ଆଘାତ ସମ୍ପର୍କୀୟ ସଂକେତ ମିଳିବାରେ ବ୍ୟାକୁଳତା, ମଣିଷର ଭାବନା ଓ ଅନୁଭବରେ ପରିବର୍ତ୍ତନ ଓ ଯୁଦ୍ଧ ବା ପଳାୟନ ପ୍ରତିକ୍ରିୟା । ଘଟଣାର ଏକ ମାସରୁ ଅଧିକ ସମୟ ପର୍ଯ୍ୟନ୍ତ ଏହି ଲକ୍ଷଣ ରହେ । ଅଳ୍ପ ବୟସ୍କ ପିଲା ସଙ୍କଟ ଅଭିବ୍ୟକ୍ତି କମ୍ କରନ୍ତି କିନ୍ତୁ ଖେଳ ମାଧ୍ୟମରେ ଏହା ପ୍ରକାଶ ପାଏ । ଏହି ରୋଗୀମାନଙ୍କର ଆତ୍ମହତ୍ୟା ସଙ୍କଟ ରହେ ।
ପୁରୁମ (ପୁରୁମ ନାଗା) ଭାରତର ଏକ ନାଗା ଭାଷା ଅଟେ । ବକ୍ତାମାନେ ନିଜକୁ କୁକି ଏବଂ ଚିନ୍ ଜାତିର ଅଂଶ ପରିବର୍ତ୍ତେ ନାଗା ଜାତିର ଲୋକ ବୋଲି ବିବେଚନା କରନ୍ତି । ପିଟର୍ସନ୍ (୨୦୧୭) କୁକି-ଚିନ୍ ର ଉତ୍ତର-ପଶ୍ଚିମ ଶାଖାର ଅଂଶ ଭାବରେ ପୁରୁମକୁ ଶ୍ରେଣୀଭୁକ୍ତ କରିଥାଏ । ଏଥନୋଲୋଗ ଅନୁଯାୟୀ, ଏହି ଭାଷାର ବକ୍ତାମାନେ ମଇତେଇ ଭାଷାକୁ ସେମାନଙ୍କର ଦ୍ୱିତୀୟ ଭାଷା (L2) ଭାବରେ ବ୍ୟବହାର କରନ୍ତି ।
ଅଂଶୁଲା କାନ୍ତ (ଜନ୍ମ ୭ ସେପ୍ଟେମ୍ବର ୧୯୬୦) ଜଣେ ଭାରତୀୟ ବ୍ୟାଙ୍କ ମ୍ୟାନେଜର ଅଟନ୍ତି । ସେ ବର୍ତ୍ତମାନ ବିଶ୍ୱ ବ୍ୟାଙ୍କ ଗ୍ରୁପର ମୁଖ୍ୟ ଆର୍ଥିକ ଅଧିକାରୀ ଏବଂ ପରିଚାଳନା ନିର୍ଦ୍ଦେଶକ ଅଟନ୍ତି । ସେ ଏହି ପଦବୀରେ ୧୨ ଜୁଲାଇ ୨୦୧୯ ମସିହାରେ ନିଯୁକ୍ତ ହୋଇଥିଲେ । ଏହାପୂର୍ବରୁ ସେ ୭ ସେପ୍ଟେମ୍ବର ୨୦୧୮ ମସିହାରୁ ୩୧ ଅଗଷ୍ଟ ୨୦୧୯ ମସିହା ପର୍ଯ୍ୟନ୍ତ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆର ପରିଚାଳନା ନିର୍ଦ୍ଦେଶକ ଥିଲେ । ସେ ଭାରତର ଉତ୍ତରାଖଣ୍ଡର ରୁର୍କିର ମୂଳ ବାସିନ୍ଦା ଅଟନ୍ତି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ସତ୍ୟଜିତ ରାୟ (Bengali: [ˈʃɔt̪ːodʒit̪ ˈrai̯] [[:Media:SatyajitRay2.ogg|]] ; ୨ ମଇ ୧୯୨୧ – ୨୩ ଅପ୍ରେଲ ୧୯୯୨), ଜଣେ ଭାରତୀୟ ଚଳଚ୍ଚିତ୍ର ନିର୍ମାତା ଥିଲେ । ସେ ଚଳଚ୍ଚିତ୍ର ନିର୍ମାଣ ସହ ଚିତ୍ରନାଟ୍ୟ ରଚନା, ସଙ୍ଗୀତକାର, ଗୀତିକାର, ନିର୍ଦ୍ଦେଶକ, ଲେଖକ ଭାବରେ ବିଂଶ ଶତାବ୍ଦୀର ପ୍ରଖ୍ୟାତ ଚଳଚ୍ଚିତ୍ର ନିର୍ମାତା ଭାବରେ ପରିଚିତ ଥିଲେ । ସତ୍ୟଜିତ କଲିକତାର ଏକ ବଙ୍ଗାଳୀ ପରିବାରରେ ଜନ୍ମଗ୍ରହଣ କରିଥିଲେ । ସେ ଜନେ ବିଜ୍ଞାପନ କଳାକାର ଭାବରେ ତାଙ୍କର ପେଶା ଆରମ୍ଭ କରିଥିଲେ ଏବଂ ପରେ ସେ ଜଣେ ସ୍ୱତନ୍ତ୍ର ଚଳଚ୍ଚିତ୍ର ନିର୍ମାତା ଭାବରେ କାମ ଆରମ୍ଭ କରିଥିଲେ । ସତ୍ୟଜିତ ତାଙ୍କର ଲଣ୍ଡନ ଯାତ୍ର ସମୟରେ ଫ୍ରେଞ୍ଚ ଚଳଚ୍ଚିତ୍ର ନିର୍ମାତା ଜିନ୍ ରେନୋଇର୍ଙ୍କୁ ଭେଟିଲା ପରେ ଏବଂ ୧୯୪୮ ମସିହାରେ ଭିଟ୍ଟୋରିଓ ଦେ ସିକାଙ୍କର ଇଟାଲୀ ଚଳଚ୍ଚିତ୍ର ବାଇସାଇକେଲ ଥିଭ୍ସ୍ ଦେଖିଲା ପରେ ସେ ନିଜେ ଜଣେ ସ୍ୱଧୀନ ଚଳଚ୍ଚିତ୍ର ନିର୍ମାତା ହେବା ପାଇଁ ନିଷ୍ପତ୍ତି ନେଇଥିଲେ ।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
'ରବୀନ୍ଦ୍ରନାଥ ଠାକୁର ' ( (listen); Bengali pronunciation: [robind̪ro nat̪ʰ ʈʰakur]), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିତ, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା । ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା ।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା' ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ । ରବୀନ୍ଦ୍ରନାଥଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ, ୧୩ଟି ଉପନ୍ୟାସ, ୩୬ଟି ପ୍ରବନ୍ଧ, ୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି । ଗୀତାଞ୍ଜଳିର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ, ତାଜା, ସୁମଧୁର କବିତା; ୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇଂରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କଦ୍ୱାରା ରଚିତ ସଂଗୀତ ୨ଟି ଦେଶ, ନିଜ ନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି: ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା" । ଶ୍ରୀଲଙ୍କାର ଜାତୀୟ ସଂଗୀତ ମଧ୍ୟ ଟାଗୋରଙ୍କଠାରୁ ପ୍ରେରଣା ଲାଭ କରିଥିଲା ।
ଓଧ (ଇଂରାଜୀ ଭାଷାରେ Otter) ଏକ ମାଂସଭୋଜୀ ସ୍ତନ୍ୟପାୟୀ ପ୍ରାଣୀ ଓ ଲୁଟ୍ରିନାଏ ପରିବାରର ଅଂଶବିଶେଷ । ଜଳଚର, ଉଭୟଚର ଓ ସାମୁଦ୍ରିକ ସବୁ ପ୍ରକାରର ମିଶାଇଲେ ପ୍ରାୟ ୧୩ଟି ଉପପ୍ରଜାତିର ଓଧ ଦେଖିବାକୁ ମିଳନ୍ତି । ମାଛ ଓ ଅନ୍ୟ ଅମେରୁଦଣ୍ଡୀ ପ୍ରାଣୀ ଏମାନଙ୍କ ମୁଖ୍ୟ ଆହାର । ଲୁଟ୍ରିନାଏ ପ୍ରକୃତରେ ୱିଜେଲ୍ ମଷ୍ଟେଲିଡାଏ ପରିବାରର (ମିଂକ୍, ମାର୍ଟେନ୍, ଗାଡ଼ଭାଲୁ ପ୍ରଭୃତିଙ୍କ ପରିବାର) ଏକ ଶାଖା ।
ଅନାଲ ଭାଷା କୁ ଦୁଇ ପ୍ରମୁଖ ଗ୍ରାମରେ କଥିତ ଭାଷା ଭାବରେ ନାମଫୋ ନାମରେ ମଧ୍ୟ ଜଣାଯାଏ । ଏହା ହେଉଛି ଉତ୍ତର କୁକିଶ୍ ଭାଷା ଯାହା ସିନୋ-ତିବ୍ଦତୀୟ ଭାଷା ପରିବାରର ଏକ ଅଂଶ ଅଟେ । ଏହା ଭାରତରେ ଅନାଲ ଲୋକମାନଙ୍କ ଦ୍ୱାରା କଥିତ ହୋଇଥାଏ । ୨୦୦୧ ଜନଗଣନା ଅନୁଯାୟୀ ଭାରତରେ ଏହାର ୧୩,୯୦୦ ବକ୍ତା ଏବଂ ୨୦୧୦ ରେ ବର୍ମାରେ ୫୦ ଜଣ ବକ୍ତା ଥିଲେ । ଏଥନୋଲୋଗ ଅନୁଯାୟୀ, ଏହି ଭାଷାର ବକ୍ତାମାନେ ମଇତେଇ ଭାଷାକୁ ସେମାନଙ୍କର ଦ୍ୱିତୀୟ ଭାଷା (L2) ଭାବରେ ବ୍ୟବହାର କରନ୍ତି ।