ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଓଡ଼ିଶାରେ ଫଗୁ ଦଶମୀରୁ ଦୋଳ ଯାତ୍ରା ଆରମ୍ଭ ହୋଇଥାଏ । ଏହାର ଗୁରୁତ୍ୱ ବୈଷ୍ଣବ ଧର୍ମ ପରମ୍ପରାର ପ୍ରଚାର ଓ ପ୍ରସାର ସହିତ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ତେବେ ଏହା ମୁଖ୍ୟତଃ ଗ୍ରାମ ଗ୍ରାମ ମଧ୍ୟରେ, ଗୋଷ୍ଠୀ ଗୋଷ୍ଠୀ ମଧ୍ୟରେ, ବ୍ୟକ୍ତି ବ୍ୟକ୍ତି ମଧ୍ୟରେ ଏକ ସ୍ନେହ, ସଦ୍ଭାବ ଓ ପାରମ୍ପାରିକ ସୌହାର୍ଯ୍ୟର ପରିଚାୟକ ପର୍ବ ଭାବରେ ପାଳିତ ହୋଇଥାଏ । ପୃଥିବୀରେ ନୂତନ ଶିହରଣ ଜଗାଇ ପାରିବା ଭଳି ଶକ୍ତିରେ ଶକ୍ତିମନ୍ତ ଋତୁରାଜ ବସନ୍ତକୁ ସ୍ୱାଗତ ଜଣାଇବା ପାଇଁ ଦୋଳଯାତ୍ରାର ଆୟୋଜନ ବୋଲି ଗ୍ରହଣ କରାଯାଇଥାଏ। ଦ୍ୱାଦଶ ଶତାବ୍ଦୀର ଓଡ଼ିଆ ଜ୍ୟୋତିର୍ବିଦ ଶତାନନ୍ଦଙ୍କ ରଚିତ ଶତାନନ୍ଦ ସଂଗ୍ରହରେ ଦୋଳଯାତ୍ରା ସଂପର୍କରେ ବିଭିନ୍ନ ବର୍ଣ୍ଣନାରୁ ସ୍ପଷ୍ଟ ଅନୁମିତ ହୁଏ ଯେ ଅତି କମରେ ଦୀର୍ଘ ଆଠଶହ ବର୍ଷ ତଳୁ ଓଡ଼ିଶାରେ ଦୋଳଯାତ୍ରା ପାଳିତ ହୋଇ ଆସୁଛି । ସାଧାରଣତଃ ଏହି ଯାତ୍ରା ପାଞ୍ଚଦିନ ପାଇଁ ମହାସମାରୋହରେ ପାଳିତ ହୋଇ ରଜଦୋଳ ବା ପଞ୍ଚୁଦୋଳ ନାମରେ ନାମିତ ହୋଇଥାଏ । କେତେକ ସ୍ଥାନରେ ଫାଲଗୁନ ମାସର ପୂର୍ଣ୍ଣିମା ଦିନ ଆରମ୍ଭ ହୋଇ ପାଞ୍ଚଦିନ ପର୍ଯ୍ୟନ୍ତ ପଞ୍ଚଦୋଳ ଭାବେ ଯାତ୍ରା ପାଳନ କରାଯିବାବେଳେ ଆଉ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନକୁ ପର୍ବର ଶେଷ ଦିବସ ରୂପେ ରଜଦୋଳ ନାମରେ ନାମିତ ହୋଇ ଏହି ଯାତ୍ରା ଶେଷହୁଏ । ଯେଉଁ କେତେକ ସ୍ଥାନରେ ପୂର୍ଣ୍ଣିମା ଦିନରୁ ଆରମ୍ଭ ହୋଇ ଛଅଦିନ ପର୍ଯ୍ୟନ୍ତ ଏହି ପର୍ବ ପାଳିତ ହୋଇଥାଏ, ସେଠାରେ ଛଅଦୋଳ ଏବଂ ଯେଉଁଠି ନଅଦିନ ପର୍ଯ୍ୟନ୍ତ ପାଳନ କରାଯାଇପାରେ ସେଠାରେ ଏହାକୁ ନବଦୋଳ ବୋଲି କୁହାଯାଏ। ଅନେକ ସ୍ଥାନରେ ସାତଦିନ ଓ ଦଶଦିନ ଧରି ଦୋଳଯାତ୍ରା ଆୟୋଜିତ ହେବାର ଦୃଷ୍ଟାନ୍ତ ମଧ୍ୟ ରହିଛି ।
ପ୍ରମୁଖ ଅବସାଦ ବେମାରୀ (ଇଂରାଜୀ ଭାଷାରେ Major depressive disorder/ MDD) ବା ସାଧାରଣ ଅବସାଦ ରୋଗ ଏକ ମାନସିକ ବେମାରୀ ଯେଉଁଥିରେ ଅତି କମ୍ରେ ଦୁଇ ସପ୍ତାହ ଧରି ଅଧିକାଂଶ ସ୍ଥଳରେ ଜଣେ ଲୋକର ଅବସାଦ ରହେ । ଏହା ସହିତ ନିଜର ହୀନମନ୍ୟତା (low self-esteem), ସାଧାରଣ ଆମୋଦଦାୟକ ଗତିବିଧିରେ ଅଭିରୁଚି ଅଭାବ (loss of interest ), ସ୍ୱଳ୍ପ ଶକ୍ତି ସମ୍ପନ୍ନ ଓ ଅକାରଣ ଯନ୍ତ୍ରଣା ହୁଏ । ଏହା ସହିତ ବେଳେବେଳେ ଡିଲ୍ୟୁଜନ/ ମିଥ୍ୟା ବିଶ୍ୱାସ (false beliefs) ବା ହାଲ୍ୟୁସିନେସନ/ ଅନ୍ୟକୁ ଦେଖା ନ ଯାଉଥିବା କଥା (see or hear things that others cannot) ଦେଖାଯାଏ । କେତେକ ଲୋକଙ୍କର ବର୍ଷ ବର୍ଷର ସାଧାରଣ ଅବସ୍ଥା ଅନ୍ତରରେ ଅବସାଦ ହୁଏ ଓ ଅନ୍ୟ କେତେକଙ୍କର ପ୍ରାୟ ସର୍ବଦା ଅବସାଦ ରହେ । ଏହି ରୋଗ ଯୋଗୁ ଲୋକର ପାରିବାରିକ ଜୀବନ, କର୍ମ ଜୀବନ ଓ ସ୍କୁଲ ଜୀବନ, ଶୋଇବା, ଖାଇବା ଓ ସାଧାରଣ ସ୍ୱାସ୍ଥ୍ୟ ପ୍ରଭାବିତ ହୁଏ । ଏହା ଯୋଗୁ ୨-୭% ବୟଃପ୍ରାପ୍ତ ଲୋକ ଆତ୍ମହତ୍ୟା କରି ମୃତ୍ୟୁ ବରଣ କରନ୍ତି, ଓ ସମସ୍ତ ଆତ୍ମହତ୍ୟା କରୁଥିବା ଲୋକଙ୍କ ମଧ୍ୟରୁ ୬୦% ଲୋକର ଅବସାଦ ଅଥବା ଅନ୍ୟ କୌଣସି ମିଜାଜ ବେମାରୀ/ (mood disorder) ଥାଏ । ଜେନେଟିକ (genetic), ପରିବେଶ ଓ ମନସ୍ତତ୍ତ୍ୱ କାରକମାନଙ୍କ ମିଶ୍ରିତ ପ୍ରଭାବ ଏହି ରୋଗର କାରଣରୁପେ ବିବେଚନା କରାଯାଏ । ଏହି ରୋଗ ଭୋଗର ପାରିବାରିକ ଇତିହାସ, ମୂଖ୍ୟ ଜୀବନଧାରାର ପରିବର୍ତ୍ତନ, କେତେକ ଔଷଧ, ସ୍ଥାୟୀ ସ୍ୱାସ୍ଥ୍ୟ ସମସ୍ୟା (chronic health problem) ଓ ଡ୍ରଗ ଅପବ୍ୟବହାର ଇତ୍ୟାଦି ଏହି ରୋଗର ସଙ୍କଟଦାୟକ ଅବସ୍ଥା । ପ୍ରାୟ ୪୦% ସଙ୍କଟର ଜେନେଟକ ସହିତ ସମ୍ପର୍କ ଥିବା ଜଣାଯାଏ । ଲୋକର ବ୍ୟକ୍ତିଗତ ଅନୁଭୁତି ରିପୋର୍ଟ ଓ ମାନସିକ ସ୍ଥିତି ପରୀକ୍ଷା (mental status examination) କରି ରୋଗ ନିର୍ଣ୍ଣୟ କରାଯାଏ । ଏହି ରୋଗ ନିମନ୍ତେ କୌଣସି ଲାବୋରେଟରି ପରୀକ୍ଷା ନାହିଁ । ପରୀକ୍ଷା କଲାବେଳେ ଏକା ଭଳି ଲକ୍ଷଣ ଦେଖାଉଥିବା ଅନ୍ୟ ରୋଗ ବିଷୟରେ ସଚେତନ ରହି ସେହି ରୋଗ ନ ଥିବା ନିର୍ଣ୍ଣୟ କରାଯାଏ । ପ୍ରମୁଖ ଅବସାଦ ବେମାରୀଠାରୁ ଜୀବନର ଏକ ଅଂଶ ଓ ଏହାଠାରୁ ଅଳ୍ପ ସାଂଘାତିକ ରୋଗ ଦୁଃଖକୁ (sadness) ପୃଥକ୍ କରିବାକୁ ପଡ଼େ । ୟୁନାଇଟେଡ ସ୍ଟେଟ୍ସ ପ୍ରିଭେଣ୍ଟିଭ ସର୍ଭିସ ଟାସ୍କ ଫୋର୍ସ ୧୨ ବର୍ଷ ବୟସରୁ ଉର୍ଦ୍ଧ୍ୱ ପିଲାଙ୍କୁ ସ୍କ୍ରିନିଙ୍ଗ କରିବାକୁ ସୁପାରିସ କରେ, କିନ୍ତୁ କକ୍ରେନ ଅନୁଶୀଳନ (Cochrane review) ଅନୁସାରେ ସ୍କ୍ରିନିଙ୍ଗ ସପକ୍ଷରେ ପ୍ରମାଣ ନାହିଁ । ପ୍ରମୁଖ ଅବସାଦ ରୋଗୀଙ୍କୁ କାଉନସେଲିଙ୍ଗ (counselling) ଓ ଆଣ୍ଟିଡିପ୍ରେସାଣ୍ଟ ଔଷଧ (antidepressant medication) ଦେଇ ଚିକିତ୍ସା କରାଯାଏ । ସାଂଘାତିକ ଅବସାଦଗ୍ରସ୍ତ ରୋଗୀ ଉପରେ ଔଷଧର ପ୍ରଭାବ ଅଧିକ ପଡ଼େ ଯଦିଓ ଏହା ସମସ୍ତ ରୋଗୀ ଉପରେ ପ୍ରଭାବ ପଡ଼ିଲା ଭଳି ଜଣାଯାଏ । ଆତ୍ମହତ୍ୟା ସଙ୍କଟକୁ ପ୍ରଭାବିତ କରିବା ସ୍ପଷ୍ଟ ଜଣାଯାଏ ନାହିଁ । କଗନିଟିଭ ବିହେଭିଅରାଲ ଥେରାପି (cognitive behavioral therapy) (CBT) ଓ ଇଣ୍ଟରପର୍ସନାଲ ଥେରାପି (interpersonal therapy) କାଉନସେଲିଙ୍ଗ କରାଯାଏ । କୌଣସି ଚିକିତ୍ସା ପ୍ରଭାବଶାଳୀ ନ ହେଲେ ଅବଶେଷରେ ଇଲେକ୍ଟ୍ରୋକନଭଲସିଭ ଥେରାପି (electroconvulsive therapy ବା ECT)ପରୀକ୍ଷା କରାଯାଇ ପାରେ । ରୋଗୀର ନିଜ ଉପରେ ସଙ୍କଟ ଆଣିବା ସମ୍ଭାବନା ଥିଲେ ଡାକ୍ତରଖାନାରେ ଆଡମିଶନ କରିବା ଆବଶ୍ୟକ ହୁଏ ଓ ତାହା ରୋଗୀର ଇଚ୍ଛା ବିରୁଦ୍ଧରେ କରାଯାଏ ।ସନ ୨୦୧୩ରେ ପ୍ରାୟ ୨୫୩ ନିୟୁତ (୩.୬%) ଲୋକଙ୍କୁ ପ୍ରମୁଖ ଅବସାଦ ବେମାରୀ ହୋଇଥିଲା । ଜାପାନରେ ୭% ଓ ଫ୍ରନସରେ ୨୧% ଲୋକଙ୍କୁ ଏହି ରୋଗ ହୁଏ । ବିକଶିତ ଦେଶମାନଙ୍କରେ ଏହାର ଜୀବନବ୍ୟାପି ହାର (୧୫%) ବିକାଶଶୀଳ ଦେଶମାନଙ୍କ (୧୧%) ଅପେକ୍ଷା ଅଧିକ । କଟି ଯନ୍ତ୍ରଣା ରୋଗ ପରେ ଏହା ଦ୍ୱିତୀୟ ସର୍ବାଧିକ ଜୀବନବ୍ୟାପି ଅକ୍ଷମ କରୁଥିବା (years lived with disability) ରୋଗ । ୨୯ରୁ ୪୦ ବର୍ଷ ବୟସ ମଧ୍ୟରେ ସାଧାରଣତଃ ଏହି ରୋଗ ହୁଏ । ପୁରୁଷଙ୍କ ଅପେକ୍ଷା ମହିଳାମାନେ ୨ଗୁଣ ଅଧିକ ଆକ୍ରାନ୍ତ ହୁଅନ୍ତି । ଆମେରିକାନ ସାଇକିଆଟ୍ରିକ ଆସୋସିଏସନ (American Psychiatric Association) ସନ ୧୯୮୦ରେ ଏହି ରୋଗକୁ ଡାଏଗନୋସ୍ଟିକ ଆଣ୍ଡ ସ୍ଟାଟିସ୍ଟିକାଲ ମାନୁଆଲ ଅଫ ମେଣ୍ଟାଲ ଡିଜଅର୍ଡ଼ରରେ (Diagnostic and Statistical Manual of Mental Disorders ବା DSM-III) ସଂଯୁକ୍ତ କରିଛି । ପୂର୍ବରୁ ପ୍ରଚଳିତ ଡିପ୍ରେସିଭ ନିଉରୋସିସ (depressive neurosis) ରୋଗ ବିଭକ୍ତ ହୋଇ ଏହା ସହିତ ଡିସଥାଇମିଆ (dysthymia) ଓ ଆଡଜସ୍ଟମେଣ୍ଟ ଡିଜଅର୍ଡ଼ର ଉଇଥ ଡିପ୍ରେସ୍ଡ ମୁଡ (adjustment disorder with depressed mood) ରୋଗ ସୃଷ୍ଟି ହୋଇଛି । ଏହି ରୋଗ ସବୁକୁ ସାମାଜିକ କଳଙ୍କ (stigmatized) ରୂପେ ବିବେଚନା କରାଯାଉଥିଲା ।
ମନମୋହନ ସାମଲ (ଜନ୍ମ: ୧୫ ଅପ୍ରେଲ ୧୯୫୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଏବଂ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ୨୦୦୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଧାମନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହି ବିଧାନ ସଭାରେ ସେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ଜଗତର ନାଥ ଶ୍ରୀ ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା ତଥା ସମଗ୍ର ବିଶ୍ଵରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରା ଓ ସୁଦର୍ଶନଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
କ୍ରନିକ ବୃକ୍କ ରୋଗ (ଇଂରାଜୀ ଭାଷାରେ Chronic kidney disease ବା ସିକେଡି/ CKD) ଏକ ପ୍ରକାର ବୃକ୍କ ରୋଗ (kidney disease) ଯେଉଁଥିରେ ମାସ ମାସ ଓ ବର୍ଷ ବର୍ଷା ଧରି ବୃକ୍କର କାର୍ଯ୍ୟ (kidney function) ସମ୍ପାଦନ ହୋଇପାରେନି । ଆରମ୍ଭରେ ଏହାର କୌଣସି ଲକ୍ଷଣ ଦେଖାଯାଏ ନାହିଁ । ପରବର୍ତ୍ତୀ କାଳରେ ପାଦ ଇଡିମା (Leg swelling), ଥକ୍କା ଅନୁଭବ, ବାନ୍ତି (vomiting), ଅରୁଚି, ଦ୍ୱନ୍ଦ୍ୱ (confusion) ଇତ୍ୟାଦି ଲକ୍ଷଣମାନ ବିକଶିତ ହୁଏ । ରୋଗ ଜଟିଳ ହେଲେ ହୃଦରକ୍ତନାଳୀ ରୋଗ, ଉଚ୍ଚ ରକ୍ତଚାପ, ରେନାଲ ଓଷ୍ଟିଓଡିସଟ୍ରୋଫି (bone disease) ଓ ଆନିମିଆ ହୋଇପାରେ ।ମଧୁମେହ ନିଉରୋପାଥି (Diabetes), ଉଚ୍ଚ ରକ୍ତଚାପ, ଗ୍ଲୋମେରୁଲୋନେଫ୍ରାଇଟିସ (glomerulonephritis), ପଲିସିସ୍ଟିକ ବୃକ୍କ ରୋଗ (polycystic kidney disease) ଇତ୍ୟାଦି ରୋଗଗୁଡ଼ିକ ଏହି କ୍ରନିକ ବୃକ୍କ ରୋଗ ସୃଷ୍ଟି କରିବାରେ ସାହାଯ୍ୟ କରନ୍ତି । ପରିବାରରେ ଏହି ରୋଗ ଇତିହାସ ଥିଲେ ପରବର୍ତ୍ତୀ ପଢ଼ିର ରୋଗ ସଙ୍କଟ ରହିପାରେ । ରକ୍ତ ପରୀକ୍ଷାରୁ (Blood tests) ଜିଏଫଆର ମାପ କରି ଓ ମୂତ୍ର ପରୀକ୍ଷାରୁ (urine tests) ଆଲବୁମିନ ପରିମାଣ ମାପ କରି ଏହି ରୋଗ ନିର୍ଣ୍ଣୟ କରାଯାଏ । ରେନାଲ ଅଲଟ୍ରାସାଉଣ୍ଡ (ultrasound) ଓ ବୃକ୍କ ବାୟୋପ୍ସି (kidney biopsy) କରି ଅନ୍ତର୍ନିହିତ କାରଣ ଖୋଜିହୁଏ । ଏହାର ଅନେକ ପ୍ରକାର ବର୍ଗୀକରଣ କରାଯାଇଛି ।ଏହି ରୋଗ ସଙ୍କଟାପନ୍ନ ଲୋକଙ୍କର ନିୟମିତ ସ୍କ୍ରୀନିଙ୍ଗ କରିବା ଉଚିତ । ପ୍ରାରମ୍ଭିକ ଭାବରେ ଉଚ୍ଚ ରକ୍ତଚାପ, ରକ୍ତ ଶର୍କରା ଓ ସ୍ୱଳ୍ପ କୋଲେସ୍ଟେରୋଲ ନିମନ୍ତେ ଔଷଧ ଚିକିତ୍ସା କରାଯାଏ । ଏନଏସଏଆଇଡି (NSAIDs) ଦେବାକୁ ନିଷେଧ କରାଯାଏ । ଖାଦ୍ୟ ପରିବର୍ତ୍ତନ କରିବା ସହିତ ସକ୍ରିୟ ଜୀବନଯାପନ କରିବାକୁ ଉପଦେଶ ଦିଆଯାଏ । କେତେକ ରୋଗରେ ରେନାଲ ରିପ୍ଲେସମେଣ୍ଟ ଥେରାପି (renal replacement therapy) ବା ବୃକ୍କ ଟ୍ରାନ୍ସପ୍ଲାଣ୍ଟ (kidney transplant) କରାଯାଏ । ଆନିମିଆ ଓ ହାଡ଼ ରୋଗର ମଧ୍ୟ ଉପଯୁକ୍ତ ଚିକିତ୍ସା କରାଯାଏ ।ସନ ୨୦୧୬ରେ ସାରା ପୃଥିବୀରେ ୪୧୭ ଜଣ ମହିଳା ଓ ୩୩୬ ଜଣ ପୁରୁଷଙ୍କ ସହିତ ମୋଟ ୭୫୩ ଜଣ ଲୋକ ଏହି କ୍ରନିକ ବୃକ୍କ ରୋଗରେ ଆକ୍ରାନ୍ତ ହୋଇଥିଲେ । ସନ ୨୦୧୫ରେ ପ୍ରାୟ ୧.୨ ନିୟୁତ ଲୋକ ଏହି ରୋଗରେ ମୃତ୍ୟୁ ବରଣ କରିଥିଲେ । ଏମାନଙ୍କ ମଧ୍ୟରୁ ଉଚ୍ଚ ରକ୍ତଚାପରେ ୫୫୦,୦୦୦ ଜଣ, ମଧୁମେହରେ ୪୧୮,୦୦୦ ଜଣ ଓ ଗ୍ଲୋମେରୁନେଫ୍ରାଇଟିସରେ ୨୩୮,୦୦୦ ଜଣ ରୋଗାକ୍ରାନ୍ତ ଥିଲେ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଫକୀର ମୋହନ ସେନାପତି (୧୩ ଜାନୁଆରୀ ୧୮୪୩ – ୧୪ ଜୁନ ୧୯୧୮) ଜଣେ ଓଡ଼ିଆ ଲେଖକ ଓ ତତ୍କାଳୀନ ଇଷ୍ଟ ଇଣ୍ଡିଆ କମ୍ପାନୀ ଅଧୀନରେ କାର୍ଯ୍ୟରତ ଜଣେ ଦେୱାନ ଥିଲେ । ସେ ଥିଲେ ପ୍ରଥମ ଓଡ଼ିଆ ଆଧୁନିକ କ୍ଷୁଦ୍ରଗଳ୍ପ ରେବତୀର ଲେଖକ ।ଫକୀର ମୋହନ ସେନାପତି, ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, କବିବର ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସହ ଓଡ଼ିଆ ଭାଷା ଆନ୍ଦୋଳନର ପୁରୋଧା ଭାବରେ ଓଡ଼ିଆ ଭାଷାକୁ ବିଦେଶୀମାନଙ୍କ କବଳରୁ ବଞ୍ଚାଇବା ପାଇଁ ଲଢିଥିଲେ । ବ୍ୟାସକବି ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବରେ ପରିଚିତ ।
କ୍ଲବଫୁଟ (ଇଂରାଜୀ ଭାଷାରେ Clubfoot) ଏକ ଜନ୍ମଗତ ତୃଟି (birth defect) ଯେଉଁଥିରେ ପାଦ ସୁପିନେଟେଡ (rotated inwards) ଓ ପ୍ଲାଣ୍ଟାର ଫ୍ଲେକ୍ସଡ (downwards) ଅବସ୍ଥାରେ ଥାଏ । ପ୍ରଭାବିତ ପାଦ, କାଫ ଓ ଗୋଡ଼ ଅନ୍ୟ ପାର୍ଶ୍ୱ ଅପେକ୍ଷା ଛୋଟ ଥାଏ । ସମୁଦାୟ ରୋଗୀ ସଂଖ୍ୟାର ପ୍ରାୟ ଅର୍ଦ୍ଧକ ସଂଖ୍ୟକ ଲୋକଙ୍କର ଦୁଇପାଖରେ କ୍ଲବଫୁଟ ଥାଏ । ଚିକିତ୍ସା ନପାଇଲେ ରୋଗୀ ପାଦ ଧାରରେ ଚାଲନ୍ତି ଓ ଚାଲିବାରେ ସମସ୍ୟା ଉତ୍ପନ୍ନ ହୁଏ ।ଏହି ରୋଗର ସଠିକ କାରଣ ଅଜ୍ଞାତ ଅଛି । କେତେକ ରୋଗୀଙ୍କର ଏହି ରୋଗ ସହିତ ଡିସ୍ଟାଲ ଆର୍ଥ୍ରୋଗ୍ରାଇପୋସିସ (distal arthrogryposis) ବା ମାୟେଲୋମେନିଙ୍ଗୋସିଲ (distal arthrogryposis) ରୋଗ ମଧ୍ୟ ଥାଏ । ଆଇଡେଣ୍ଟିକାଲ ଯମଜ (identical twin) ମଧ୍ୟରୁ ଜଣକର ରୋଗ ହୋଇଥିଲେ ଅନ୍ୟଜଣକର ରୋଗ ହେବାର ୩୩ % ସମ୍ଭାବନା ଥାଏ । ଜନ୍ମ ସମୟରେ ବା ଜନ୍ମ ହେବା ପୂର୍ବରୁ ଅଲଟ୍ରାସାଉଣ୍ଡ (ultrasound) ସାହାଯ୍ୟରେ ରୋଗ ନିର୍ଣ୍ଣୟ କରାଯାଇପାରେ ।ପ୍ରାରମ୍ଭରେ ପୋନସେଟି (Ponseti method) ଉପାୟରେ ଚିକିତ୍ସା କରାଯାଏ । ପାଦକୁ ସଠିକ ସ୍ଥାନକୁ ଯଥା ସମ୍ଭବ ଆଣି ପ୍ଲାସ୍ଟର (casting) କରିରଖାଯାଏ ଓ ପ୍ରତି ସପ୍ତାହରେ ଏହାକୁ ବଦଳେଇ ନୂଆ ସ୍ଥାନରେ ନୂଆ ପ୍ଲାସ୍ଟର ଦିଆଯାଏ । ଭିତର ବଙ୍କା ସଠିକ ହୋଇଗଲେ ଆକିଲସ ଟେଣ୍ଡନ ଅପରେଶନ କରି ସଠିକ ଲମ୍ବରେ ରଖାଯାଏ; ଏହା ପରେ ୪ ବର୍ଷ ବୟସ ପର୍ଯ୍ୟନ୍ତ ବ୍ରେସ ପିନ୍ଧିବାକୁ ଦିଆଯାଏ । ପ୍ରଥମେ ପ୍ରଥମେ ସବୁବେଳେ ବ୍ରେସ ଦିଆଯାଏ ଓ ପରେ କେବଳ ରାତିରେ ଦିଆଯାଏ । କେବଳ ୨୦% ରୋଗୀଙ୍କର ଅପରେଶନ ଆବଶ୍ୟକ ହୁଏ ପ୍ରତି ଏକ ହଜାର ନବଜାତ ଶିଶୁ ମଧରୁ ଜଣକର ଏହି ରୋଗ ଥାଏ । ଚୀନ ଦେଶରେ ଏ ରୋଗ ଏତେ ସାଧାରଣ ନୁହେଁ ଓ ମାଓରି ଲୋକଙ୍କର ଏହା ଏକ ସାଧାରଣ ରୋଗ । ମହିଳାଙ୍କର ୨ ଗୁଣ ସଂଖ୍ୟକ ପୁଅ ପିଲା ଏ ରୋଗରେ ଆକ୍ରାନ୍ତ ହୁଅନ୍ତି । ବିକାଶଶୀଳ ଦେଶମାନଙ୍କରେ (developing world) ଏକାଧିକ ଚିକିତ୍ସକ ସାହାଯ୍ୟରେ ଏ ରୋଗର ଚିକିତ୍ସା କରାଯାଏ ।
[[Category: with short description]]ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଦାମୋଦର ରାଉତ (୨ ଜୁଲାଇ ୧୯୪୨–୨୨ ମାର୍ଚ୍ଚ ୨୦୨୪) ଜଣେ ଚିକିତ୍ସକ ଓ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାକୁ ସାତ ଥର ବିଧାୟକ ଭାବରେ ନିର୍ବାଚିତ ହୋଇ ଯାଇଥିଲେ । ୧୯୫୭, ୧୯୬୧, ୧୯୬୭ ଓ ୧୯୭୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଏରସମା ଓ ପାରାଦ୍ୱୀପ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୭ମ, ୮ମ, ୧୦ମ, ୧୨ଶ, ୧୩ଶ, ୧୪ଶ ଓ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍ବୁଲ୍ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରିୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଭୀମରାଓ ରାମଜୀ ଆମ୍ବେଦକର (୧୪ ଏପ୍ରିଲ ୧୮୯୧ - ୬ ଡିସେମ୍ବର ୧୯୫୬) ଜଣେ ଭାରତୀୟ ଆଇନଜୀବୀ, ଅର୍ଥନୀତିଜ୍ଞ, ସମାଜ ସଂସ୍କାରକ ଏବଂ ରାଜନୈତିକ ନେତା ଥିଲେ ଯିଏ ସମ୍ବିଧାନ ସଭା ବିତର୍କରୁ ଭାରତର ସମ୍ବିଧାନ ପ୍ରସ୍ତୁତ କରୁଥିବା କମିଟିର ନେତୃତ୍ୱ ନେଇଥିଲେ, ଜବାହରଲାଲ ନେହେରୁଙ୍କ ପ୍ରଥମ କ୍ୟାବିନେଟରେ ଆଇନ ଏବଂ ନ୍ୟାୟ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ହିନ୍ଦୁ ଧର୍ମ ତ୍ୟାଗ କରିବା ପରେ ଦଳିତ ବୌଦ୍ଧ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ପୌଷ ପୂର୍ଣ୍ଣିମା କୃଷି ସମ୍ବନ୍ଧିତ ଏକ ସାମାଜିକ ପର୍ବ, ବ୍ରତ ବା ଓଷାପୂଜାର ଉପାଖ୍ୟାନ ଏହା ସହ ଜଡ଼ିତ ନଥାଏ । ପ୍ରଥମ ପାଚିଲା ଧାନକୁ ନେଇ ଓଡ଼ିଶାରେ ନୂଆଁଖାଇ ପାଳିତ ହେଲା ପରି ଫସଲ ଅମଳ ହେବା ପରେ ପୌଷ ମାସର ପୂର୍ଣ୍ଣିମାକୁ ପୁଷ୍ପୁନି ବା ଛେର୍ଛେରା ଭାବେ ଓଡ଼ିଶାର ପଶ୍ଚିମାଞ୍ଚଳରେ ଏକ ଗଣପର୍ବ ରୂପେ ପାଳନ କରାଯାଏ । ପୂର୍ଣ୍ଣମୀ ରାତିସାରା ପଶ୍ଚିମ ଓଡ଼ିଶାର ଗାଁମାନଙ୍କରେ ନୃତ୍ୟ-ଗୀତର ଆସର ଜମିଥାଏ । ଏପ୍ରକାର ଆନନ୍ଦ ଉଲ୍ଲାସରେ ଆବାଳ ବୃଦ୍ଧବନିତା ଅଂଶୀଦାର ଥାଆନ୍ତି ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) କଟକ ଜିଲ୍ଲାର ପୁରୁଷୋତ୍ତମପୁର ଗାଆଁରେ ଜନ୍ମିତ ଜଣେ ଓଡ଼ିଆ ଲେଖକ ଓ ରାଜନେତା । ସେ ଏକାଧାରରେ ଜଣେ ସାମ୍ବାଦିକ, ସାହିତ୍ୟିକ, ସମାଲୋଚକ, ରାଜନୀତିଜ୍ଞ ଓ ସ୍ତମ୍ଭକାର । ସ୍ୱାଧୀନତା ପରେ ସମାଜରେ ବଦଳୁଥିବା ନାନାଦି ଘଟଣା ଓ ଅଘଟଣକୁ ସେ ନିଜ ଲେଖନୀ ଦେଇ ଗପରେ ପରିଣତ କରିଛନ୍ତି । ଶବ୍ଦ ସମ୍ଭାର ଭିତରେ ବୁଦ୍ଧ କାହାଣୀକୁ ସେ ଗପରେ ରୂପ ଦେବାରେ ଧୂରୀଣ ।
ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର
୧୯୭୨ ମସିହାରେ ସର୍ବପ୍ରଥମେ ପ୍ରଚଳିତ ହୋଇଥିବା ଆଇ ଏସ ବି ଏନ ହେଉଛି ଇଣ୍ଟରନ୍ୟାସନାଲ ଷ୍ଟାଣ୍ଡାର୍ଡ଼ ବୁକ ନମ୍ବର । ଏହା ଅନ୍ତର୍ଜାତୀୟ ସ୍ତରରେ ପ୍ରକାଶ ପାଉଥିବା ପୁସ୍ତକଗୁଡ଼ିକର ୧୩ଅଙ୍କ ବିଶିଷ୍ଟ ଏକ ଏକକ ପରିଚୟ ସଂଖ୍ୟା (ୟୁନିକ ଆଇଡେଣ୍ଟିଫିକେସନ ନମ୍ବର) । ଏହାର ୧୩ଟି ଅଙ୍କ ବାରକୋଡ଼ ଆକାରରେ ପୁସ୍ତକଗୁଡ଼ିକର ପଛଭାଗରେ ମୁଦ୍ରିତ ହୋଇଥାଏ । ଏହି ସଂଖ୍ୟାଟି ମେସିନ ପଢ଼ିପାରିଲା ଭଳି ଏକ ସଂଖ୍ୟା ଯଦ୍ୱାରା ଯେକୌଣସି ଅନ୍ତର୍ଜାତୀୟ ସ୍ତରର ପୁସ୍ତକକୁ ନିର୍ଭୁଲ ଭାବରେ ଚିହ୍ନିତ କରାଯାଇପାରିବ ।ଆଇଏସବିଏନ ନମ୍ବରର ୫ଟି ଭାଗ ଥାଏ ମୁଦ୍ରଣ ସୁଚକାଙ୍କ, ଗ୍ରୁପ ଆଇଡେଣ୍ଟିଫାୟାର, ପ୍ରକାଶକ କୋଡ଼, ଆଇଟମ ନମ୍ବର ଓ ଚେକ ଡିଜିଟ । ଭାରତରେ ଏହା ୧୯୮୫ ମସିହାରୁ ବ୍ୟବହାର କରାଗଲା । ଏହା ପୁସ୍ତକ ଗୁଡ଼ିକର ପ୍ରକାଶନ, ମୁଦ୍ରଣ ଏବଂ ବଣ୍ଟନରେ ବିଶେଷ ଭାବରେ ସହାୟକ ହୋଇଥାଏ ।
ସନ୍ଥକବି ଭୀମ ଭୋଇ ଭୀମ ଭୋଇ (୧୮୫୦-୧୮୯୫ ) ରେଢ଼ାଖୋଲର ମଧୁପୁର ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ ।ଭୀମ ଭୋଇ ଜଣେ ଓଡ଼ିଆ କବି ଓ ମହିମା ଧର୍ମର ପ୍ରଚାରକ ଥିଲେ । ତାଙ୍କର ରଚନା ଗୁଡ଼ିକରେ ମାନବ ଧର୍ମ, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରାଯାଇଅଛି । ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତାବଳୀ ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" କବିତା ଅନ୍ୟତମ । ତାଙ୍କ ସମସାମୟିକମାନଙ୍କ କବିତାସବୁ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବିଷୟରେ ହୋଇଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଓ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ପ୍ରଚଳନ ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନ ନିମନ୍ତେ ସେ ଶହଶହ ଛାନ୍ଦ, ଚଉପଦୀ ଓ ଚଉତିଶା ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ବହିଗୁଡ଼ିକ ମଧ୍ୟରେ "ସ୍ତୁତିଚିନ୍ତାମଣି", "ହଲିଆ ଗୀତ", "ଡାଲଖାଈ", "ରସରକେଲି", "ଜାଇଫୁଲ", "ବ୍ରହ୍ମ ନିରୂପଣ ଗୀତା", "ଆଦିଅନ୍ତ ଗୀତା", "ଅଷ୍ଟକ ବିହାରୀ ଗୀତା", "ନିର୍ବେଦ ସାଧନା", "ଶ୍ରୁତିନିଷେଧ ଗୀତା", "ମନୁସଭାମଣ୍ଡଳ", "ଗୃହଧର୍ମ" ଓ "ମହିମାବିନୋଦ" । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ସୁରକ୍ଷିତ । ତାଙ୍କ ରଚିତ ବହିଗୁଡ଼ିକ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଦେବପ୍ରିୟ ପ୍ରିୟଦର୍ଶୀ ଚକ୍ର (ଜନ୍ମ: ୧୯ ଜୁଲାଇ ୧୯୮୧) ଜଣେ ଭାରତୀୟ ଓଡ଼ିଆ ଭାଷୀ ଅଧ୍ୟାପକ ଓ ଲେଖକ । ସେ ଗଳ୍ପ, କବିତା, ଆଲୋଚନା ଓ ଲଳିତ ନିବନ୍ଧ ଆଦି ଲେଖନ୍ତି । ତାଙ୍କ ପ୍ରକାଶିତ ପୁସ୍ତକ ମଧ୍ୟରେ ପର୍ବ, ଡମ୍ବରୁ ଓ ଅନ୍ୟାନ୍ୟ ଗଳ୍ପ, ଈଶ୍ଵର ମାଫକର, ଶବ୍ଦର ସୀମାରେଖା, ତାପମାତ୍ରା, ସାତବାର କଥା, ବାରମାସ କଥା ଇତ୍ଯାଦି ଅନ୍ୟତମ । ତାଙ୍କର ସାହିତ୍ୟ ରଚନା ପାଇଁ ସେ ରବି ପଟ୍ଟନାୟକ ସ୍ମୃତି ପୁରସ୍କାର (୨୦୦୦, ଡମ୍ବରୁ ଗଳ୍ପ ସଂକଳନ ପାଇଁ), ଓଡ଼ିଶା ସାହିତ୍ୟ ଏକାଡେମୀ ପ୍ରଦତ୍ତ ରାଜ୍ୟ ଯୁବ ପୁରସ୍କାର, କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ପ୍ରଦତ୍ତ ଜୁନିଅର ଫେଲୋସିପ୍, କଳିଙ୍ଗ ପୃସ୍ତକମେଳା ପୁରସ୍କାର, କେଦାରନାଥ ଗବେଷଣା ପ୍ରତିଷ୍ଠାନ ସମ୍ମାନ, କଳିଙ୍ଗ ଲିଟରାରୀ ଫେଷ୍ଟିଭାଲ ଯୁବ ପୁରସ୍କାର, ଅନ୍ୱେଷା ସାହିତ୍ୟ ସଂସଦ ପ୍ରଦତ୍ତ ଶ୍ରୀକାନ୍ତ ଦାଶ ସ୍ମୃତି ସମ୍ମାନ ଆଦିରେ ସମ୍ମାନିତ । ସେ ବାରିପଦାସ୍ଥିତ ମହାରାଜା ପୂର୍ଣ୍ଣଚନ୍ଦ୍ର ସ୍ବୟଂଶାସିତ ମହାବିଦ୍ୟାଳୟର ଓଡ଼ିଆ ବିଭାଗରେ ସହକାରୀ ଅଧ୍ୟାପକ ଭାବେ କାର୍ଯ୍ୟରତ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
[[Category: with short description]]ଭୁବନେଶ୍ୱର ଭୁବନେଶ୍ୱର ଓଡ଼ିଶାର ରାଜଧାନୀ । ଭୁବନେଶ୍ୱରକୁ ୧୯୪୮ ମସିହାରେ ଓଡ଼ିଶାର ରାଜଧାନୀ କରିବା ପାଇଁ ଗଠିତ କରାଯାଇଥିଲା, କିନ୍ତୁ କିଛି ଅସୁବିଧା ପାଇଁ ତାହା ୨୪ବର୍ଷ ପରେ ୧୯୭୨ମସିହାରେ ରାଜଧାନୀ ହେଲା । ଏହି ନଗର, ଯାହାକି ଏକ ଗାଁ ଥିଲା, ପାଖାପାଖି ତିନିହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ ।ମନ୍ଦିରଗୁଡିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଛି ।ଭୁବନେଶ୍ୱର ନାମଟି ଶିବଙ୍କ ଅନ୍ୟନାମ ତ୍ରିଭୁବନେଶ୍ୱର ନାମରୁ ଆସିଅଛି । ଭୁବନେଶ୍ୱର ୩୦୦୦ ବର୍ଷ ଆଗରୁ ମହାମେଘ ବାହନ ଚେଦି ବଂଶଦ୍ୱାରା ଆରମ୍ଭ ହୋଇଥିଲା ଯେଉଁମାନଙ୍କ ରାଜଧାନୀ ବର୍ତ୍ତମାନର ଭୁବନେଶ୍ୱର ପାଖ ଶିଶୁପାଳଗଡ଼ରେ ଥିଲା । ଭୁବନେଶ୍ୱର ତୋଷାଳୀ, ଏକାମ୍ର କାନନ, ଏକାମ୍ର କ୍ଷେତ୍ର ଏବଂ ମନ୍ଦିର ମାଳିନୀ ନଗରୀ ନାମରେ ପ୍ରସିଦ୍ଧ ।
ନୂଆଖାଇ (ନୂଆଁଖାଇ ବା ନବାନ୍ନ ଭାବେ ମଧ୍ୟ ଜଣା) ଓଡ଼ିଶାର ପଶ୍ଚିମାଞ୍ଚଳର ଏକ ପାରମ୍ପରିକ ପର୍ବ । ନୂଆଖାଇ ଧାନ ଅମଳର ଖୁସିର ପାଳନ କରିବା ନିମନ୍ତେ କରାଯାଇଥାଏ । ପାଞ୍ଜି ଅନୁସାରେ ଏହା ଭାଦ୍ରବ ମାସର ଶୁକ୍ଳ ପଞ୍ଚମୀ ତିଥିରେ (ଗଣେଶ ଚତୁର୍ଥୀର ପରଦିନ) ପାଳିତ ହୋଇଥାଏ । ଏହି ଦିନ ପ୍ରତି ଗ୍ରାମର ପରିବାରମାନେ ନିଜ ନିଜ ଘରେ ଅକାଣ୍ଡିଆ ଚାଉଳର କ୍ଷୀରି ରାନ୍ଧିବା ସହ ଯୁଗ୍ମ ପରିବାରରେ ତଥା ସମଗ୍ର ଗ୍ରାମରେ ସାମୁହିକ ଭାବେ ମଧ୍ୟ ରାନ୍ଧିଥାନ୍ତି । ଏହି କ୍ଷୀରି "ନବାନ୍ନ" ବା "ନବାର୍ଣ୍ଣ" ନାମରେ ଜଣା । ଗ୍ରାମର ଦେହୁରୀ ସେହି ନବାନ୍ନକୁ ପୂର୍ବଜମାନଙ୍କୁ ଅର୍ପଣ କରିଥାନ୍ତି ଆଉ ଭୋଗ ରୂପେ ସମସ୍ତଙ୍କୁ ବାଣ୍ଟିଥାନ୍ତି । ନୂଆଖାଇ ପାଳନ ପରଦିନ "ନୂଆଖାଇ ବାସି" ପାଳନ ହୁଏ ଓ ଏହିଦିନ ବଳକା ନୂଆନ୍ନ, କ୍ଷୀରି-ପିଠା ଖିଆହେବା ସହ ମାଂସ ରନ୍ଧାଯାଇଥାଏ । ବାସି ପରଦିନ "ତିଆସି" ପାଳନ ହୁଏ ଓ ଏହିଦିନ ଗ୍ରାମବାସୀମାନେ ମାଂସ ସମେତ ବିଭିନ୍ନ ଖାଦ୍ୟ ଓ ମଦ ଖିଆପିଆ ଓ ପାରମ୍ପାରିକ ଖେଳ (ଯଥା ଡୁଡୁ, ଖୋଖୋ, ବାଡ଼ି-ଖିଚା, କୁସ୍ତି) ଖେଳି ସମୟ ଅତିବାହିତ କରିଥାନ୍ତି ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଯକ୍ଷ୍ମା (ଟିବି) ଏକ ସଂକ୍ରମକ ରୋଗ ଯାହା ମାଇକୋବ୍ୟାକ୍ଟେରମ ଟ୍ୟୁବରକ୍ୟୁଲୋସିସଦ୍ୱାରା (MTB) ହୁଏ । ଯକ୍ଷ୍ମା ସାଧାରଣତଃ ଫୁସଫୁସକୁ ଆକ୍ରମଣ କଲେ ମଧ୍ୟ ଶରୀରର ଯେ କୌଣସି ଅଙ୍ଗରେ ଏହାଦ୍ୱାରା ରୋଗ ହୋଇପାରେ । ଅଧିକାଂଶ ସଂକ୍ରମଣରେ କୌଣସି ଲକ୍ଷଣ ହେଉ ନ ଥିବାରୁ ତାହାକୁ ପ୍ରଛନ୍ନ ଯକ୍ଷ୍ମା ଓ ଇଂରାଜୀ ଭାଷାରେ ଲେଟେଣ୍ଟ ଟ୍ୟୁବରକୁଲୋସିସ (latent tuberculosis) କୁହାଯାଏ । ଏହି ପ୍ରଛନ୍ନ ଯକ୍ଷ୍ମା ମଧ୍ୟରୁ ପ୍ରାୟ ୧୦% ସଂକ୍ରମଣ ସକ୍ରିୟ ରୋଗରେ ପରିଣତ ହୁଏ ଯାହାକୁ ଚିକିତ୍ସା ନ କଲେ ସେଥିରୁ ଅଧେ ଲୋକ ମୃତ୍ୟୁ ବରଣ କରନ୍ତି । ସକ୍ରିୟ ଫୁସଫୁସ ଯକ୍ଷ୍ମା ରୋଗରେ କ୍ରନିକ ବା ଦୀର୍ଘକାଳୀନ କାଶ ସହିତ ରକ୍ତ ମିଶ୍ରିତ ଖଙ୍କାର ପଡ଼େ, ଜ୍ୱର, ରାତ୍ରୀ ସ୍ୱେଦ ନିର୍ଗତ ଓ ଓଜନ ହ୍ରାସ ହୁଏ । ଓଜନ ହ୍ରାସ ହେଉଥିବାରୁ ଏହାକୁ କ୍ଷୟ ରୋଗ ନାମ ଦିଆଯାଇଥିଲା । ବିଭିନ୍ନ ଅଙ୍ଗର ସଂକ୍ରମଣରେ ଭିନ୍ନ ଭିନ୍ନ ପ୍ରକାର ଲକ୍ଷଣ ପ୍ରକାଶ ପାଏ ।ଯକ୍ଷ୍ମା ଏକ ବାୟୁ ମାଧ୍ୟମରେ ବ୍ୟାପେ ଓ ଫୁସଫୁସ ଯକ୍ଷ୍ମା ରୋଗୀ କାଶିଲେ, ଛିଙ୍କିଲେ, ଛେପ ପକେଇଲେ ବା କଥା କହିଲେ ଏହାର ଜୀବାଣୁ ଦେହରୁ ବାହାରି ବାୟୁ ମାଧ୍ୟମରେ ବ୍ୟାପିଯାଏ । ପ୍ରଛନ୍ନ ଯକ୍ଷ୍ମା ରୋଗ ବ୍ୟାପେ ନାହିଁ । ଏଚଆଇଭି/ଏଆଇଡିଏସ ଦେହରେ ଥିଲେ ବା ଅତ୍ୟଧିକ ଦୂମ୍ରପାନ କରୁଥିଲେ ଏହି ରୋଗ ଅଧିକ ହେବା ସମ୍ଭାବନା ରହେ । ଛାତି ଏକ୍ସ-ରେ ଓ ଦେହର ତରଳ ପଦାର୍ଥକୁ ଅଣୁବୀକ୍ଷଣ ଯନ୍ତ୍ରରେ ଦେଖି ବା ଅଣୁଜୀବ କଲଚର କରି ରୋଗ ନିର୍ଣ୍ଣୟ କରାଯାଏ । ମାଣ୍ଟୁକ୍ସ ପରୀକ୍ଷା ଓ ରକ୍ତ ପରୀକ୍ଷା ଉପରେ ପ୍ରଛନ୍ନ ଯକ୍ଷ୍ମା ରୋଗ ନିର୍ଣ୍ଣୟ ନିର୍ଭର କରେ । ଅଧିକ ସଙ୍କଟାପନ୍ନ କେଶ୍ରେ ଯକ୍ଷ୍ମା ପ୍ରତିଷେଧ ନିମନ୍ତେ ସ୍କ୍ରୀନିଙ୍ଗ, ଆଶୁ ଚିହ୍ନଟ ତଥା ଚିକିତ୍ସା ଓ ବିସିଜି ଟିକାକରଣ କରାଯାଏ । ଘରେ, କାର୍ଯ୍ୟସ୍ଥାନରେ ଓ ସାମାଜିକ ମିଳନ ସ୍ଥାନରେ ସକ୍ରିୟ ରୋଗୀ ଥିଲେ ଏହି ରୋଗ ସଙ୍କଟ ଅଧିକ ହୁଏ । ଅଧିକ ସମୟ ନିମନ୍ତେ ଏକାଧିକ ଆଣ୍ଟିବାୟୋଟିକ ଦେଇ ଚିକିତ୍ସା କରାଯାଏ । ଆଣ୍ଟିବାୟୋଟିକ ପ୍ରତିରୋଧ ଏକ ବର୍ଦ୍ଧିଷ୍ଣୁ ସମସ୍ୟା ରୂପେ ଠିଆ ହେଉଛି ।ପୃଥିବୀରେ ଏକ ତୃତୀୟାଂଶ ଲୋକଙ୍କର ଯକ୍ଷ୍ମା ରୋଗ ଥିବା ବିଶ୍ୱାସ କରାଯାଏ । ପ୍ରତିବର୍ଷ ଲୋକ ସଂଖ୍ୟାର ପ୍ରାୟ ୧% ଲୋକଙ୍କର ନୂଆ ରୋଗ ହୁଏ । ସନ ୨୦୧୪ରେ ୯.୬ ନିୟୁତ ଲୋକଙ୍କର ଯକ୍ଷ୍ମା ହୋଇ ପ୍ରାୟ ୧.୫ ନିୟୁତ ଲୋକଙ୍କର ମୃତ୍ୟୁ ହୋଇଥିଲା । ମୋଟ ମୃତ୍ୟୁ ସଂଖ୍ୟାର ୯୫% ବିକାଶଶୀଳ ଦେଶମାନଙ୍କରେ ହୁଏ । ସନ ୨୦୦୦ ପରଠାରୁ ଏହି ରୋଗୀସଂଖା ବଢ଼ିଚାଲିଛି । ଏସିଆ ଓ ଆଫ୍ରିକାର ୮୦% ଲୋକ ଓ ଯୁକ୍ତରାଷ୍ଟ୍ର ଆମେରିକାର ୫ରୁ ୧୦% ଲୋକ ଟ୍ୟୁବରକୁଲିନ ପରୀକ୍ଷାର ପଜିଟିଭ ହୁଏ । ପୁରାକାଳରୁ ମାନବଙ୍କର ଦେହରେ ଯକ୍ଷ୍ମା ହେଉଥିବା ଜଣାଯାଏ । ଆମ ଶରୀରର ରୋଗ ପ୍ରତିରୋଧକ ଶକ୍ତି ଯୋଗୁ ଜୀବାଣୁ ଦେହରେ ପ୍ରବେଶ କଲେ ମଧ୍ୟ ମରି ଯାଆନ୍ତି । କେତେକ କାରଣ ଯେପରିକି ଏଚ.ଆଇ.ଭି ସଂକ୍ରମଣ ରୋଗ ଯୋଗୁ ପ୍ରତିରୋଧକ ଶକ୍ତି କମିଯାଇ ରୋଗ ସଙ୍କଟ ସୃଷ୍ଟି ହୁଏ । ଅଧୁନା ଯକ୍ଷ୍ମା ରୋଗର ଅଧିକ ସଂକ୍ରମଣର ଏହା ଏକ ପ୍ରଧାନ, ଉଲ୍ଲେଖ ଯୋଗ୍ୟ ଓ ଚିନ୍ତା ଉଦ୍ରେକକାରୀ କାରଣ ।
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।
ଜୟଶ୍ରୀ ଅରୋଡ଼ା ଜଣେ ଭାରତୀୟ ଅଭିନେତ୍ରୀ, ଯିଏକି ମୁଖ୍ୟତଃ କଥାଚିତ୍ର, ମଞ୍ଚ ଓ ଦୂରଦର୍ଶନ ଧାରାବାହିକ ଆଦିରେ କାମ କରନ୍ତି । ସେ ଜଣେ ତାଲିମପ୍ରାପ୍ତ କଥକ ଓ ମଣିପୁରୀ ନୃତ୍ୟଶିଳ୍ପୀ । ସେ ପ୍ରଥମ ଭାରତୀୟ ଦୂରଦର୍ଶନ ଧାରାବାହିକ ହମ୍ ଲୋଗ୍ରେ ଅଭିନୟ କରିଥିଲେ, ଯାହାକି ୧୯୮୪ ମସିହାରେ ଆରମ୍ଭ ହୋଇଥିଲା ଏବଂ ଏହା ପରଠାରୁ ସେ ୧୬୦ ରୁ ଅଧିକ ଧାରାବାହିକରେ ଅଭିନୟ କରିଛନ୍ତି ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରାଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ। ଏହାର ଇତିହାସ ଭାରତର ଇତିହାସ ପରି ଅନେକ ପୁରୁଣା । ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ରମାଦେବୀ ଚୌଧୁରୀ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ । ୧୮୯୯ ମସିହା ଡିସେମ୍ବର ୩ ତାରିଖରେ କଟକ ନିକଟସ୍ଥ ସତ୍ୟଭାମାପୁର ଗ୍ରାମରେ ବସନ୍ତ କୁମାରୀ ଦେବୀ ଏବଂ ଗୋପାଳ ବଲ୍ଲଭ ଦାସଙ୍କ ଔରସରୁ ରମାଦେବୀ ଜନ୍ମଗ୍ରହଣ କରିଥିଲେ । ପିତାମାତା ଶ୍ରଦ୍ଧାରେ ତାଙ୍କୁ 'ବେଲ' ଡାକୁଥିଲେ । ପିତା ଗୋପାଳ ବଲ୍ଲଭ ଦାସ ତତ୍କାଳୀନ କଲେକ୍ଟର ଥିଲେ । ସେ ବିହାରର ଗୟା, ମୁଜାଫରପୁର, ହଜାରିବାଗ ଭଳି ସମସ୍ୟା ବହୁଳ ଅଞ୍ଚଳରେ ସେ ପ୍ରଜାମାନଙ୍କ ନିକଟତର ହୋଇ ପାରିଥିଲେ । ରମାଦେବୀ ହେଉଛନ୍ତି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଝିଆରୀ । କୌଣସି ବିଦ୍ୟାଳୟକୁ ନଯାଇ ମା' ରମାଦେବୀ ଓଡ଼ିଆ, ସଂସ୍କୃତ, ହିନ୍ଦୀ, ବଙ୍ଗଳା ଭାଷାକୁ ଆୟତ୍ତ କରିଥିଲେ ।
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ୧୪ଶ ଶତାବ୍ଦୀରେ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ପଦ୍ୟାବଳୀ ରଚନା । ଭାଗବତ ପ୍ରଥମେ ତାଳପତ୍ର ପୋଥି ଭାବରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି ବା ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ସେଠାରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଜଗନ୍ନାଥଙ୍କ ପାଖରେ ମଧ୍ୟ ଭାଗବତ ପଢ଼ାଯାଏ । ଭାଗବତ ପ୍ରତି ଓଡ଼ିଆ ହିନ୍ଦୁ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ ଏବଂ ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା । ଓଡ଼ିଆ ଭାଗବତ ବାର ସ୍କନ୍ଧରେ ବିଭକ୍ତ ଏବଂ ପ୍ରତି ସ୍କନ୍ଧ ଦଶରୁ ତିରିଶଟି ଅଧ୍ୟାୟ ବିଭକ୍ତ । ହୋଇ ଏଭଳି ରଚିତ ଯେ ପ୍ରତିଦିନ ଗୋଟିଏ ଗୋଟିଏ ଅଧ୍ୟାୟ ପାଠ କଲେ ଏହା ଠିକ ଏକ ବର୍ଷ ବା ୩୬୫ ଦିନରେ ସମାପ୍ତ ହେବ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
୧୯୩୬ ଅପ୍ରେଲ ୧ ତାରିଖ ଦିନ ଏକ ରାଜ୍ୟ ଭାବେ ନବଗଠିତ ହେବା ସ୍ମୃତିରେ ଅପ୍ରେଲ ମାସ ୧ ତାରିଖ ଦିନ ଉତ୍କଳ ଦିବସ (ଓଡ଼ିଶା ଦିବସ) ପାଳନ କରାଯାଇଥାଏ । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ । ୧୫୬୮ରେ ଶେଷ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ ବ୍ରିଟିଶ ଶାସନରୁ ଅଲଗା ହୋଇ ଏକ "ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ" ଗଠନ କରିବା ପାଇଁ ମଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ୱର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ଓଡ଼ିଶା ଗଠନ କରାଯାଇଥିଲା ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା, ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ । ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ । ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ । ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବିମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତିମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
ଓଡ଼ିଶା ସରକାର, ଓଡ଼ିଶା ଓ ଓଡ଼ିଶାର ଅନ୍ତର୍ଗତ ୩୦ଟି ଜିଲ୍ଲାର ଶାସନ କାର୍ଯ୍ୟ ପରିଚାଳନା କରନ୍ତି । ଭାରତର ଅନ୍ୟ ରାଜ୍ୟ ଗୁଡ଼ିକ ଭଳି ରାଜ୍ୟପାଳ ରାଜ୍ୟର ପ୍ରଶାସନିକ ମୁଖ୍ୟ ଅଟନ୍ତି ଓ ସେ କେନ୍ଦ୍ର ସରକାରଙ୍କ ପରାମର୍ଶରେ ଭାରତର ରାଷ୍ଟ୍ରପତିଙ୍କଦ୍ୱାରା ନିଯୁକ୍ତ ହୁଅନ୍ତି । ତାଙ୍କର ପଦବୀ ମୁଖ୍ୟତଃ ଆନୁଷ୍ଠାନିକ । ମୁଖ୍ୟମନ୍ତ୍ରୀ ହେଉଛନ୍ତି ସରକାରର ମୁଖ୍ୟ ଏବଂ ଅଧିକାଂଶ କାର୍ଯ୍ୟନିର୍ବାହୀ କ୍ଷମତା ତାଙ୍କ ଉପରେ ନ୍ୟସ୍ତ । ଭୁବନେଶ୍ୱର ହେଉଛି ଓଡ଼ିଶାର ରାଜଧାନୀ ଏବଂ ଏଥିରେ ବିଧାନ ସଭା (ବିଧାନ ସଭା) ଏବଂ ସଚିବାଳୟ ରହିଛନ୍ତି । କଟକଠାରେ ଓଡ଼ିଶାର ଉଚ୍ଚ ନ୍ୟାୟାଳୟ ଅବସ୍ଥିତ ।
ଶାନ୍ତନୁ ଆଚାର୍ଯ୍ୟ (ଜନ୍ମ: ୧୫ ମଇ ୧୯୩୩) ଜଣେ ଓଡ଼ିଆ ଗାଳ୍ପିକ, ଔପନ୍ୟାସିକ ଓ ଶିଶୁ ସାହିତ୍ୟିକ । ସେ ପଶ୍ଚିମବଙ୍ଗର କଲିକତାଠାରେ ୧୫ ମଇ ୧୯୩୩ ମସିହାରେ ଜନ୍ମ ଲାଭ କରିଥିଲେ । ଶାନ୍ତନୁ ପ୍ରଥମେ ସମ୍ବଲପୁରର ଓରିଏଣ୍ଟ କାଗଜ କଳରେ କେମିଷ୍ଟ ଭାବେ ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । କମ୍ପାନୀ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହେବା ପରେ ୧୯୫୮ ମସିହା ଜାନୁଆରୀ ୩ତାରିଖରେ ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମହାବିଦ୍ୟାଳୟ, ପାରଳାଖେମୁଣ୍ଡିର ରସାୟନ ବିଭାଗରେ ଅଧ୍ୟାପକ ଭାବେ ଯୋଗ ଦେଇଥିଲେ । ତା'ଙ୍କ ସହ ସେହି ଦିନ ମହାପାତ୍ର ନୀଳମଣି ସାହୁ ମଧ୍ୟ ଓଡ଼ିଆ ବିଭାଗର ଅଧ୍ୟାପକ ଭାବେ ସେହି ମହାବିଦ୍ୟାଳୟରେ କାର୍ଯ୍ୟାରମ୍ଭ କରିଥିଲେ ।
ହୀରାକୁଦ ନଦୀବନ୍ଧ, ମହାନଦୀ ତଟରେ ଅବସ୍ଥିତଥିବା ଓଡ଼ିଶାର ସବୁଠୁ ବଡ଼ ନଦୀବନ୍ଧ ଓ ଜଳ ପରିଯୋଜନା । ଏଠାରୁ ଜଳ ବିଦ୍ୟୁତ ଶକ୍ତି ଉତ୍ପାଦନ କରାଯାଇ ସାରା ଓଡ଼ିଶାକୁ ବିତରଣ କରାଯାଏ । ଏହା କୃଷି ଜଳସେଚନରେ ମଧ୍ୟ ସାହାଯ୍ୟ କରେ । ବନ୍ୟା ନିୟନ୍ତ୍ରଣ, ଜଳସେଚନ ଓ ବିଦ୍ୟୁତ ଉତ୍ପାଦନକୁ ଦୃଷ୍ଟିରେ ରଖି ହୀରାକୁଦ ବହୁମୁଖୀ ନଦୀବନ୍ଧ ଯୋଜନା ଭାରତ ସରକାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୧୯୫୭ରେ ସମ୍ପୂର୍ଣ୍ଣ ହୋଇଥିଲା । ଏହି ନଦୀବନ୍ଧ ଯୋଜନାରେ ସମୁଦାୟ ୮୪,୯୯୪ ବର୍ଗ କି.ମି. ଅଞ୍ଚଳରୁ ଜଳ ସଂଗୃହିତ ହେଉଥିବାବେଳେ ସେଥିରୁ ୬୭,୧୬୮ ବର୍ଗ କି.ମି.
ଜୟନ୍ତ ମହାପାତ୍ର (୨୨ ଅକ୍ଟୋବର ୧୯୨୮ – ୨୭ ଅଗଷ୍ଟ ୨୦୨୩) ଓଡ଼ିଶାରେ ଜନ୍ମିତ ଜଣେ କବି ଥିଲେ । ସେ ଉଭୟ ଓଡ଼ିଆ ଏବଂ ଇଂରାଜୀରେ କବିତା ଲେଖୁଥିଲେ । ଇଂରାଜୀ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇବାରେ ସେ ହେଉଛନ୍ତି ପ୍ରଥମ ଭାରତୀୟ କବି । ଆଧୁନିକ ଭାରତୀୟ ଇଂରାଜୀ ସାହିତ୍ୟରେ କ୍ଲାସିକ ଭାବରେ ବିବେଚନା କରାଯାଉଥିବା ଇଣ୍ଡିଆନ ସମର ଏବଂ ହଙ୍ଗର ଆଦି କବିତାର ସେ କବି । ୨୦୦୯ ମସିହାରେ ତାଙ୍କୁ ଭାରତର ଚତୁର୍ଥ ସର୍ବୋଚ୍ଚ ବେସାମରିକ ସମ୍ମାନ ପଦ୍ମଶ୍ରୀରେ ସମ୍ମାନିତ କରାଯାଇଥିଲା । ଭାରତରେ ବଢୁଥିବା ଅସହିଷ୍ଣୁତା ବିରୋଧରେ ପ୍ରତିବାଦ କରିବା ପାଇଁ ସେ ୨୦୧୫ରେ ଏହି ପୁରସ୍କାର ଫେରାଇ ଦେଇଥିଲେ । ତାଙ୍କର ମୋଟ ୨୭ଟି ଇଂରାଜୀ ଓ ୯ଟି ଓଡ଼ିଆ କବିତା ସଙ୍କଳନ ସହ ଏକ ଗପ ବହି ଏବଂ ଆତ୍ମଜୀବନୀ ପାହିନି ରାତି ପ୍ରକାଶିତ ହୋଇଛି ।
ମିଶେଲ ଲାଭୌଗ୍ନ ରବିନ୍ସନ ଓବାମା (ଜନ୍ମ ଜାନୁୟାରୀ ୧୭,୧୯୬୪) ହେଉଛନ୍ତି ଜଣେ ଆମେରିକୀୟ ଆଇନଜୀବୀ, ଜଣେ ଲେଖିକା,ଓ ୨୦୦୯ରୁ ୨୦୧୭ ପର୍ଯ୍ୟନ୍ତ ଆମେରିକାର ପ୍ରଥମ ମହିଳା। ସେ ଆମେରିକାର ୪୪ତମ ରାଷ୍ଟ୍ରପତି ବାରାକ ଓବାମାଙ୍କୁ ବିବାହ କରିଥିଲେ,ଓ ସେ ପ୍ରଥମ ଆଫ୍ରିକୀୟ ଆମେରିକୀୟ 'ପ୍ରଥମ ମହିଳା' ଅଟନ୍ତି। ସେ ଚିକାଗୋ ଇଲନୋଇସର ଦକ୍ଷିଣ ଭାଗରେ ବଢ଼ିଥିଲେ।ଓବାମା ହାୱାର୍ଡ ଅଇଁ ବିଦ୍ୟାଳୟ ପରେ 'ପ୍ରିନଷ୍ଟନ୍ ମହାବିଦ୍ୟାଳୟ'ରୁ ସ୍ନାତକ ଡିଗ୍ରୀ ହାସଲ କରିଥିଲେ।ସେ ତାଙ୍କ ବାକି ଆଇନ ଗତ ଜୀବନ ସିଡିଲେ ଅଷ୍ଟିନରେ କାମ କରି ବିତେଇଥିଲେ।ସେଠି ସେ ତାଙ୍କ ସ୍ୱାମୀଙ୍କୁ ପ୍ରଥମ ଥର ପାଇଁ ଭେଟ ହୋଇଥିଲେ। ସେହି ସମୟ ମଧ୍ୟରେ ସେ ୟୁନିଭର୍ସିଟି ଅଫ ଚିକାଗୋରେ ଛାତ୍ର ସଂସଦର ପ୍ରଧାନ ରୂପେ ଦାୟିତ୍ୱ ତୁଲାଇଥିଲେ।ଏହା ସହ ସେ ସେହି ୟୁନିଭର୍ସିଟିର ମେଡିକାଲ ବିଭାଗର ବୈଦେଶିକ ବ୍ୟାପାର ସଙ୍ଘର ଉପ ସଭାପତି ଥିଲେ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି।
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ପଖାଳ (ପଖାଳ ଭାତ ନାମରେ ମଧ୍ୟ ଜଣା) ଭାତରେ ପାଣି ମିଶାଇ ତିଆରି କରାଯାଉଥିବା ଏକ ଓଡ଼ିଆ ଖାଦ୍ୟ । ଏହା ଜଗନ୍ନାଥ ମନ୍ଦିରରେ ତିଆରି ଛପନ ଭୋଗ ଭିତରୁ ଏକ । ପଖାଳ ଖରା ଦିନରେ ଓଡ଼ିଆ ଘରମାନଙ୍କରେ ଦେହରୁ ତାତି କମାଇବା ପାଇଁ ତଥା ପେଟ ଗରମ ଓ ଦେହରେ ପାଣି କମିଯିବା ଭଳି ରୋଗର ପ୍ରତିକାର ନିମନ୍ତେ ଖିଆଯାଇଥାଏ । ଭାତକୁ ପାଣିରେ ପଖାଳି ତିଆରି କରାଯାଉଥିବାରୁ ଏହାକୁ ପଖାଳ କୁହାଯାଏ । ଏହାର ପାଣିକୁ ତୋରାଣି କୁହାଯାଏ । ସାଧାରଣତଃ ଖରାବେଳେ ବା ଉପରଓଳି ପଖାଳ ଖିଆଯାଏ । ପଖାଳର ଲୋକାଦୃତି ଓ ପ୍ରସାର ଉଦ୍ଦେଶ୍ୟରେ ମାର୍ଚ୍ଚ ମାସ ୨୦ ତାରିଖକୁ ପଖାଳ ଦିବସ ଭାବେ ନାମିତ କରାଯାଇଛି ।
[[Category: with short description]]ସମ୍ବଲପୁର ଭାରତର ଓଡ଼ିଶାରେ ଥିବା ସମ୍ବଲପୁର ଜିଲ୍ଲାର ମୁଖ୍ୟ ସଦର ମହକୁମା ଓ ଏକ ମୁଖ୍ୟ ସହର । ସମ୍ବଲପୁର ପଶ୍ଚିମ ଓଡ଼ିଶାର ଏକ ପ୍ରମୁଖ ଐତିହାସିକ ସହର । ସମବଲପୁର ତାର ସମ୍ବଲପୁରୀ ଶାଢ଼ି ପାଇଁ ବିଶ୍ୱ ପ୍ରସିଦ୍ଧ | ଏଠାରେ ସମଲେଶ୍ୱରୀ ମନ୍ଦିର ରହିଛି । ଏଠାରେ ହିରାକୁଦ ନଦୀବନ୍ଧ ରହିଛି, ଯାହା ଏସିଆର ସବୁଠୁ ବୃହତ୍ ନଦୀ ବନ୍ଧ |