ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଏକ ଭାରତୀୟ ଭାଷା ଯାହା ଏକ ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଇଣ୍ଡୋ-ଆର୍ଯ୍ୟ ଭାଷା । ଏହା ଭାରତ ଦେଶର ଓଡ଼ିଶା ପ୍ରଦେଶରେ ସର୍ବାଧିକ ବ୍ୟବହାର କରାଯାଉଥିବା ମୁଖ୍ୟ ସ୍ଥାନୀୟ ଭାଷା ଯାହା 91.85 % ଲୋକ ବ୍ୟବହର କରନ୍ତି । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ମନମୋହନ ସାମଲ (ଜନ୍ମ: ୧୫ ଅପ୍ରେଲ ୧୯୫୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଏବଂ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ । ୨୦୦୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଧାମନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଏହି ବିଧାନ ସଭାରେ ସେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ସୁରମା ପାଢ଼ୀ (ଜନ୍ମ: ୨୯ ଡିସେମ୍ବର ୧୯୬୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟି ରାଜନୈତିକ ଦଳ ସହ ସଂପୃକ୍ତ ଅଛନ୍ତି । ସୁରମା ଓଡ଼ିଶା ବିଧାନ ସଭାକୁ ଜଣେ ବିଧାୟିକା ଭାବରେ ନିର୍ବାଚିତ ହୋଇଥିଲେ । ୨୦୦୪ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କର ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ପ୍ରଶାନ୍ତ କୁମାର ଜଗଦେବ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ପ୍ରଶାନ୍ତ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୪ ଓ ୨୦୧୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବେଗୁନିଆ ଓ ଚିଲିକା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୫ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଦ୍ୱିତୀୟ ବିଶ୍ୱଯୁଦ୍ଧ (ବିଶ୍ୱଯୁଦ୍ଧ ୨/ WW II/ WW2) ଏକ ବିଶାଳ ଧରଣର ଯୁଦ୍ଧ ଥିଲା ଯାହା ୧୯୩୯ରୁ ୧୯୪୫ ଯାଏଁ ଚାଲିଥିଲା (ଯଦିଓ ସମ୍ପର୍କିତ ସଂଘର୍ଷ ଗୁଡ଼ିକ କିଛି ବର୍ଷ ଆଗରୁ ଚାଲିଥିଲା) । ଏଥିରେ ପୃଥିବୀର ସର୍ବବୃହତ ଶକ୍ତିମାନଙ୍କୁ ମିଶାଇ ପ୍ରାୟ ଅଧିକାଂଶ ଦେଶ ଭଗ ନେଇଥିଲେ । ଏଥିରେ ଭାଗ ନେଇଥିବା ଦୁଇ ସାମରିକ ପକ୍ଷ ଥିଲେ ମିତ୍ର ଶକ୍ତି (The Allies) ଓ କେନ୍ଦ୍ର ଶକ୍ତି (The Axis Powers) । ଏହା ପୃଥିବୀର ଜ୍ଞାତ ଇତିହାସରେ ସବୁଠୁ ବଡ଼ ଯୁଦ୍ଧ ଥିଲା ଓ ଏଥିରେ ୩୦ରୁ ଊର୍ଦ୍ଧ୍ୱ ଦେଶର ୧୦ କୋଟିରୁ ଅଧିକ ବ୍ୟକ୍ତି ସିଧାସଳଖ ସଂପୃକ୍ତ ହୋଇଥିଲେ । ଏହା ଏପରି ଭୀଷଣ ଥିଲା ଯେ ସଂପୃକ୍ତ ଦେଶ ଗୁଡ଼ିକ ନିଜର ପୂର୍ଣ୍ଣ ଅର୍ଥନୈତିକ, ଔଦ୍ୟୋଗିକ ଓ ବୈଜ୍ଞାନିକ ଶକ୍ତିକୁ ଏଥିରେ ବାଜି ଲଗେଇ ଦେଇ ଥିଲେ । ଏଥିରେ ବହୁ ସଂଖ୍ୟକ ନାଗରିକ ପ୍ରାଣ ହରାଇଥିଲେ ଯେଉଁଥିରେ ହଲୋକାଉଷ୍ଟ ଘଟଣା (ଯେଉଁଥିରେ ପ୍ରାୟ ୧କୋଟି ୧୦ ଲକ୍ଷ ଲୋକ ମରିଥିଲେ) ସାମିଲ ଥିଲା । ଶିଳ୍ପାଞ୍ଚଳ ଓ ମୁଖ୍ୟ ଜନବହୁଳ ସହର ଗୁଡ଼ିକ ଉପରେ ଗୋଳାବର୍ଷଣ ଯୋଗୁଁ ୧୦ ଲକ୍ଷ ଲୋକ ପ୍ରାଣ ହରାଇଥିଲେ । ଏହି ଯୁଦ୍ଧରେ ପ୍ରଥମ କରି ହିରୋଶିମା ଓ ନାଗାସାକି ସହର ଦ୍ୱୟ ଉପରେ ପରମାଣୁ ବୋମା ପକାଯାଇଥିଲା ଓ ଏଥିରେ ୫ରୁ ୮.୫ କୋଟି ନିରୀହ ଲୋକ ମୃତ୍ୟୁବରଣ କରିଥିଲେ । ଏଣୁ ଏହି ଯୁଦ୍ଧ ଇତିହାସ ପୃଷ୍ଠାରେ ଚିରଦିନ ପାଇଁ କଳା ଅକ୍ଷରରେ ଲିପିବଦ୍ଧ ରହିବ ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରାଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣି ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ପଦ୍ମପୁର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ପଦ୍ମପୁର (କ୍ରମିକ ସଂଖ୍ୟା: ୧) ବରଗଡ଼ ଜିଲ୍ଲା ଅନ୍ତର୍ଗତ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ମୋହନା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ମୋହନା (କ୍ରମିକ ସଂଖ୍ୟା: (୧୩୬) ଗଜପତି ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ମୋହନା ବ୍ଳକ, ରା.
ମଧୁସୂଦନ ଦାସ (ମଧୁବାବୁ ନାମରେ ମଧ୍ୟ ଜଣା) (୨୮ ଅପ୍ରେଲ ୧୮୪୮- ୪ ଫେବୃଆରୀ ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଏବଂ ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ପ୍ରଦୀପ କୁମାର ପାଣିଗ୍ରାହୀ (ଜନ୍ମ: ୪ ମାର୍ଚ୍ଚ ୧୯୬୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଲୋକସଭାରେ ଜଣେ ସାଂସଦ ଭାବରେ କାର୍ଯ୍ୟ କରୁଛନ୍ତି ।୨୦୨୪ ସାଧାରଣ ନିର୍ବାଚନରେ ସେ ବ୍ରହ୍ମପୁର ଲୋକସଭା ନିର୍ବାଚନ ମଣ୍ଡଳୀ ରୁ ଭାରତୀୟ ଜନତା ପାର୍ଟିର ସାଂସଦ ଭାବେ ନିର୍ବାଚିତ ହୋଇ କାର୍ଯ୍ୟରତ ଅଛନ୍ତି।୨୦୦୯, ୨୦୧୪ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଗୋପାଳପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୪ଶ, ୧୫ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଜଗତର ନାଥ ଶ୍ରୀ ଜଗନ୍ନାଥ ହିନ୍ଦୁ ଓ ବୌଦ୍ଧମାନଙ୍କଦ୍ୱାରା ଓଡ଼ିଶା ତଥା ସମଗ୍ର ବିଶ୍ୱରେ ପୂଜିତ । ଜଗନ୍ନାଥ ଚତୁର୍ଦ୍ଧାମୂର୍ତ୍ତି ଭାବେ ଜଗତି (ରତ୍ନବେଦୀ) ଉପରେ ବଳଭଦ୍ର ଓ ସୁଭଦ୍ରା ଓ ସୁଦର୍ଶନଙ୍କ ସହିତ ପୂଜିତ ହୋଇଥାନ୍ତି । ମତବାଦ ଅନୁସାରେ ଜଗନ୍ନାଥ ପ୍ରାୟ ଏକ ସହସ୍ରାବ୍ଦୀ ଧରି ବର୍ଷର ବାର ମାସରୁ ଏଗାର ମାସ ହିନ୍ଦୁ ଦେବତା ବିଷ୍ଣୁ ରୂପରେ ଓ ଏକ ମାସ ଛଦ୍ମ ଭାବେ ବୁଦ୍ଧ ରୂପରେ ପୂଜା ପାଇ ଆସୁଛନ୍ତି । ଦ୍ୱାଦଶ ଶତାବ୍ଦୀରେ ଜଗନ୍ନାଥ ବୁଦ୍ଧଙ୍କ ଅବତାର ରୂପରେ ପୂଜା ପାଉଥିଲେ । ଜଗନ୍ନାଥଙ୍କୁ ଜାତି, ଧର୍ମ ଓ ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପୂଜା କରିବା ଦେଖାଯାଏ । ହିନ୍ଦୁମାନେ ଜଗନ୍ନାଥଙ୍କ ଧାମକୁ ଏକ ପବିତ୍ର ତୀର୍ଥକ୍ଷେତ୍ର ଭାବେ ମଣିଥାନ୍ତି। ଏହା ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଚାରିଧାମ ମଧ୍ୟରେ ଏକ ପ୍ରଧାନ ଧାମ ଭାବେ ବିବେଚନା କରାଯାଏ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ଶିବ ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ପାରଳାଖେମୁଣ୍ଡି (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ପାରଳାଖେମୁଣ୍ଡି (କ୍ରମିକ ସଂଖ୍ୟା: (୧୩୭) ଗଜପତି ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ପାରଳାଖେମୁଣ୍ଡି (ପୌ), କାଶିନଗର (ବିଅପ), ଗୋଷାଣୀ-ସଦର ବ୍ଳକ, କାଶିନଗର ବ୍ଳକ ଓ ଗୁମ୍ମା ବ୍ଳକ ।ଗତ ୨୦୨୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ରୂପେଶ ପାଣିଗ୍ରାହୀ ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ କୋଦୁରୁ ନାରାୟଣ ରାଓଙ୍କ ଠାରୁ ୩,୯୯୮ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।
ବିରଜା ମନ୍ଦିର (ଓଡ୍ଡ୍ୟାଣ ପୀଠ ବା ଉଡ୍ଡୀୟାନ ତନ୍ତ୍ରପୀଠ) ଯାଜପୁର ଜିଲ୍ଲାର ଏକ ଦେବୀ ମନ୍ଦିର । ଏହା ଭାରତର ବିରଜା କ୍ଷେତ୍ର ନାମରେ ଜଣା । ଏଠାରେ ଦେବୀ ଦ୍ୱିଭୁଜା ଦୁର୍ଗା ରୂପରେ ପୂଜା ପାନ୍ତି । ଏହି ଦେବୀଙ୍କ ଗୋଟିଏ ହାତରେ ତ୍ରିଶୂଳ ଏବଂ ଅନ୍ୟ ହାତରେ ମହିଷାସୁରର ଲାଙ୍ଗୁଳ ଶୋଭା ପାଏ । ଏଠାରେ ମହିଷାସୁର ମଇଁଷି ରୂପରେ ଖୋଦିତ ଯାହା ଭାରତରେ ବାକି ଜାଗାମାନଙ୍କରେ ଦେଖିବାକୁ ମିଳିନଥାଏ । ଦେବୀ ନିଜ ମୁକୁଟରେ ଗଣପତି, ଶିବଲିଙ୍ଗ, ଯୋନି, ନାଗରାଜ ଏବଂ ଅର୍ଦ୍ଧଚନ୍ଦ୍ର ଧାରଣ କରି ଅଛନ୍ତି । ସ୍କନ୍ଧ ପୁରାଣ (ଉତ୍କଳ ଖଣ୍ଡ) ଅନୁସାରେ ଏହି ବିରଜା କ୍ଷେତ୍ର ସମସ୍ତ ରଜୋଗୁଣକୁ ଧୋଇ ପକାଉଥିବାରୁ ଏହାର ନାମ ବିରଜା କ୍ଷେତ୍ର ହୋଇଛି । କେତେକ ତନ୍ତ୍ର ଗ୍ରନ୍ଥ ଅନୁସାରେ ଦକ୍ଷ ଯଜ୍ଞ ସମୟରେ ମାତା ସତୀଙ୍କ ନାଭି ଏହି ଉତ୍କଳସ୍ଥ ବିରଜା କ୍ଷେତ୍ରରେ ପଡ଼ିଥିଲା ଏବଂ ନାଭି ଦେଶରେ ନାରୀମାନେ ପିନ୍ଧୁଥିବା ଓଡ଼ିଆଣୀ ବା କଟିସୂତ୍ର ଅନୁସାରେ ଏହି ପୀଠର ନାମ ଓଡ୍ଡିୟାଣ ପୀଠ ହୋଇଛି, ଏବଂ ଏହି ପ୍ରଦେଶର ନାମ ଓଡ୍ର ଦେଶ ହୋଇଛି।
ଜଗତସିଂହପୁର (ଲୋକ ସଭା ନିର୍ବାଚନ ମଣ୍ଡଳୀ)
ଜଗତସିଂପୁର ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଅନୁସୂଚିତ ଜାତିର ପ୍ରାର୍ଥୀଙ୍କ ନିମନ୍ତେ ସଂରକ୍ଷିତଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ:
ପ୍ରଫେସର ସତ୍ୟେନ୍ଦ୍ର ନାଥ ବୋଷ (ବଙ୍ଗଳା: সত্যেন্দ্র নাথ বসু ଶୋତ୍ତେନ୍ଦ୍ରୋନାଥ ବୋଶୂ ; ୧ ଜାନୁୟାରୀ ୧୮୯୪ – ୪ ଫେବୃୟାରି ୧୯୭୪) ଜଣେ ଭାରତୀୟ ପଦାର୍ଥ ବିଜ୍ଞାନୀ ଅଟନ୍ତି , ସେ ଗାଣିତିକ-ଭୌତିକ ଶସ୍ତ୍ରରେ ପାରଦର୍ଶୀ ଥିଲେ । ସେ ଇଂଲଣ୍ଡର ରୟାଲ ସୋସାଇଟୀର ଫେଲୋଶିପ (FRS) ପାଇଥିଲେ । ତାଙ୍କ ଜନ୍ମ କଲିକତାରେ ହୋଇଥିଲା । ବିଂଶ ଶତାବ୍ଦୀ ପ୍ରଥମାର୍ଦ୍ଧରେ (୧୯୨୦) ସେ କ୍ୱାଣ୍ଟମ ମେକନିକ୍ସ (Quantum mechanics) ପାଇଁ ଜଣାଶୁଣା ଥିଲେ , ଯାହାକି ବୋଷ-ଆଇନଷ୍ଟାଇନ ପରିସଂଖ୍ୟାନ ଓ ବୋଷ-ଆଇନଷ୍ଟାଇନ କନ୍ଡେନ୍ସେଟ୍ର ମୂଳ ତତ୍ତ୍ୱ ଥିଲା । ୧୯୫୪ରେ ସେ ଭରତ ସରକାରଙ୍କଦ୍ୱାରା ପଦ୍ମ ବିଭୂଷଣରେ ସମ୍ମାନିତ ହୋଇଥିଲେ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ବ୍ରହ୍ମପୁର (ଲୋକ ସଭା ନିର୍ବାଚନ ମଣ୍ଡଳୀ)
ବ୍ରହ୍ମପୁର ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀ । ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ।ଗତ ୨୦୨୪
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
କେନ୍ଦୁଝର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
କେନ୍ଦୁଝର (କ୍ରମିକ ସଂଖ୍ୟା: ୨୪) କେନ୍ଦୁଝର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।
ତିର୍ତ୍ତୋଲ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ତିର୍ତ୍ତୋଲ (କ୍ରମିକ ସଂଖ୍ୟା: ୧୦୨) ଜଗତସିଂହପୁର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।
ନିମାପଡ଼ା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ନିମାପଡ଼ା (କ୍ରମିକ ସଂଖ୍ୟା: ୧୦୬) ପୁରୀ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।
ଜଗତସିଂହପୁର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ଜଗତସିଂହପୁର (କ୍ରମିକ ସଂଖ୍ୟା: ୧୦୪) ଜଗତସିଂହପୁର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଧର୍ମପଦ, କୋଣାର୍କ ମନ୍ଦିରର ମୁଣ୍ଡି ମାରି ପ୍ରାଣ ବଳି ଦେଇଥିଲେ । ସେ ଓଡ଼ିଆ ସ୍ଥପତି ବିଶୁ ମହାରଣାଙ୍କ ପୁତ୍ର ଥିଲେ । ଯେତେବେଳେ ରାଜା ନରସିଂହ ଦେବ କୋଣାର୍କ ମନ୍ଦିର ନିର୍ମାଣ ପାଇଁ ୧୨୦୦ କାରିଗରଙ୍କୁ ନେଇ ମନ୍ଦିର ନିର୍ମାଣ କଲେ, ମନ୍ଦିରର ଶୃଙ୍ଗ ପର୍ଯ୍ୟନ୍ତ କାମ ସରିଗଲା ପରେ ତାହାର ମୁଣ୍ଡି ମାରିବା କମ କେହି କରିପାରିଲେନି । ମନ୍ଦିର ଅସମ୍ପୂର୍ଣ ହେଇ ରହିଯିବାର ଆଶଙ୍କା ସୃଷ୍ଟି ହେଲା । ସେତେବେଳେ ମୁଖ୍ୟ ସ୍ଥପତି ବିଶୁ ମହାରଣାଙ୍କ ୧୨ ବର୍ଷର ପୁଅ ଧର୍ମପଦ ନିଜେ ମନ୍ଦିର ଉପରକୁ ଚଢି ନିଜର ବୁଦ୍ଧି ବଳରେ ମନ୍ଦିରର ମୁଣ୍ଡି ମାରିବାରେ ସଫଳ ହେଲେ ଓ ସେଇ କଥାକୁ ଗୋପନ ରଖିବାକୁ ସାଗରକୁ ଲମ୍ଫ ପ୍ରଦାନ କରି ନିଜର ପ୍ରାଣବଳି ଦେଲେ ।
ପାଟଣାଗଡ଼ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ପାଟଣାଗଡ଼ (କ୍ରମିକ ସଂଖ୍ୟା: ୬୭) ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ପାଟଣାଗଡ଼ (ବି), ପାଟଣାଗଡ଼ ବ୍ଳକ, ଖପ୍ରାଖୋଲ ବ୍ଳକ ଓ ବେଲପଡ଼ା ବ୍ଳକ ।ଗତ ୨୦୨୪ ନିର୍ବାଚନରେ ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ କନକ ବର୍ଦ୍ଧନ ସିଂହ ଦେଓ ବିଜୁ ଜନତା ଦଳ ପ୍ରାର୍ଥି ସରୋଜ କୁମାର ମେହେରଙ୍କ ଠାରୁ ୧,୩୫୭ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।
ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା, ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ । ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ । ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ । ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଓଡ଼ିଆ କବି ତଥା ଡାକ୍ତର, ଲେଖିକା, ଓ ଭାରତୀୟ ଜାତୀୟ ଆନ୍ଦୋଳନର ପୁରୋଧା ଓ ସମାଜସେବୀ ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖିକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ବିଜେପୁର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବିଜେପୁର (କ୍ରମିକ ସଂଖ୍ୟା: ୨) ବରଗଡ଼ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।
ଓଡ଼ିଶୀ ଭାରତରେ ପ୍ରଚଳିତ ଓ ଓଡ଼ିଶାରୁ ଆରମ୍ଭ ହୋଇଥିବା ଏକ ଶାସ୍ତ୍ରୀୟ ନୃତ୍ୟ ଓ ସଙ୍ଗୀତ ପରମ୍ପରା । ଏଥିରେ ଅନ୍ତର୍ଭୁକ୍ତ ଓଡ଼ିଶୀ ନୃତ୍ୟକୁ ଭାରତ ସରକାର ଶାସ୍ତ୍ରୀୟ ନୃତ୍ୟ ଓ ଓଡ଼ିଶୀ ସଙ୍ଗୀତକୁ ଓଡ଼ିଶା ସରକାର ଶାସ୍ତ୍ରୀୟ ସଙ୍ଗୀତ ତାଲିକାଭୁକ୍ତ କରିଛନ୍ତି । ଓଡ଼ିଶା ତତ୍କାଳୀନ କଳିଙ୍ଗର ଅଂଶ ଥିଲା ଓ ଖାରବେଳଙ୍କ ସମୟରେ ଖୋଦିତ ରାଣୀଗୁମ୍ଫା, ସ୍ୱର୍ଗପୁରୀ ଓ ମଞ୍ଚପୁରୀ ଗୁମ୍ଫାର ଗାତ୍ରରେ ଦେଖିବାକୁ ମିଳୁଥିବା ନର୍ତ୍ତକୀମାନଙ୍କର ପ୍ରତିମା ତଥା ହାତୀଗୁମ୍ଫା ଅଭିଲେଖରେ ବର୍ଣ୍ଣିତ ନୃତ୍ୟ ବର୍ତ୍ତମାନର ଓଡ଼ିଶୀ ନୃତ୍ୟର ସହ ସମ୍ବନ୍ଧ ଦର୍ଶାଇଥାଏ । ପ୍ରଥମ ଖ୍ରୀଷ୍ଟପୂର୍ବ କାଳରେ ଆଧୁନିକ ଭୁବନେଶ୍ୱରସ୍ଥିତ ଖଣ୍ଡଗିରି ଓ ଉଦୟଗିରିଠାରେ ଓଡ଼ିଶୀ ଏକ ଉନ୍ନତ ନୃତ୍ୟକଳାରେ ପରିଣତ ହୋଇସାରିଥିଲା । ଭରତ ତାଙ୍କ ରଚିତ ନାଟ୍ୟ ଶାସ୍ତ୍ରରେ କଳିଙ୍ଗ ନୃତ୍ୟ ଶୈଳୀରେ ଓଡ଼ିଶୀ ନୃତ୍ୟ ବାବଦରେ ବର୍ଣ୍ଣନା କରି ଏହାର ନାମ ଓଡ୍ର-ମାଗଧି ବୋଲି ଉଲ୍ଲେଖ କରିଥିଲେ । ଭୁବନେଶ୍ୱରର ପର୍ଶୁରାମେଶ୍ୱର ମନ୍ଦିର, ବୈତାଳ ମନ୍ଦିର, ଶିଶିରେଶ୍ୱର ମନ୍ଦିର, ମାର୍କଣ୍ଡେଶ୍ୱର ମନ୍ଦିର, ମୁକ୍ତେଶ୍ୱର ମନ୍ଦିର, ରାଜରାଣୀ ମନ୍ଦିର, ଲିଙ୍ଗରାଜ ମନ୍ଦିର, ମେଘେଶ୍ୱର ମନ୍ଦିର, ପୁରୀର ଜଗନ୍ନାଥ ମନ୍ଦିର ଏବଂ କୋଣାର୍କର ସୂର୍ଯ୍ୟମନ୍ଦିରର ବର୍ହିଭାଗରେ ଖୋଦିତ ନର୍ତ୍ତକୀ ଓ ନାୟିକାମାନଙ୍କର ଅଙ୍ଗଭଙ୍ଗୀ ଓ ମୁଦ୍ରାରୁ ଓଡ଼ିଶୀ ନୃତ୍ୟର ପରମ୍ପରା ସମୃଦ୍ଧ ହୋଇଥିବା ଜଣାଯାଏ । ପରବର୍ତ୍ତୀ କାଳରେ ଏହି ନୃତ୍ୟ ଦେବଦାସୀ ନୃତ୍ୟ (ମାହାରୀ) ଓ ଗୋଟିପୁଅ ଆଦି ନୃତ୍ୟ ପରମ୍ପରାଦ୍ୱାରା ପରିବେଷିତ ହୋଇଆସୁଛି । ଭାରତ ସ୍ୱାଧୀନ ହେବା ପରେ ଏହି ନୃତ୍ୟ ପରମ୍ପରାର ପୁନରୁଦ୍ଧାର କରାଯାଇ ଓଡ଼ିଶୀ ନାମରେ ନାମକରଣ କରାଗଲା ଓ ୧୯୬୪ ମସିହାରେ ଓଡ଼ିଶୀ ଶାସ୍ତ୍ରୀୟ ନୃତ୍ୟ ମାନ୍ୟତା ପାଇଲା । ଏହି ପଦଃକ୍ଷେପ ପଛରେ ମୁଖ୍ୟତଃ ନୃତ୍ୟଗୁରୁ କାଳୀଚରଣ ପଟ୍ଟନାୟକ, ପଙ୍କଜ ଚରଣ ଦାସ, ଦେବ ପ୍ରସାଦ ଦାସ ଓ କେଳୁଚରଣ ମହାପାତ୍ରଙ୍କ ଭୂମିକା ଅନ୍ୟତମ । ଏହି ନୃତ୍ୟରେ ପଖଉଜ, ବେହେଲା, ଗିନି, ଝାଞ୍ଜ ଓ ବଂଶୀ ଆଦି ବାଦ୍ୟଯନ୍ତ୍ର ବ୍ୟବହାର କରାଯାଏ ।
ଦ୍ରୌପଦୀ ମୁର୍ମୁ (ଜନ୍ମ: ୨୦ ଜୁନ ୧୯୫୮) ଜଣେ ଭାରତୀୟ ରାଜନୀତିଜ୍ଞା ଓ ଭାରତର ୧୫ତମ ତଥା ବର୍ତ୍ତମାନର ରାଷ୍ଟ୍ରପତି । ଭାରତର ରାଷ୍ଟ୍ରପତି ହେବାରେ ସେ ପ୍ରଥମ ଆଦିବାସୀ । ସେ ଭାରତୀୟ ଜନତା ପାର୍ଟିର ଦଳୀୟ ପ୍ରାର୍ଥୀ ଭାବେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରୁ ଦୁଇଥର (୨୦୦୦ ଏବଂ ୨୦୦୪ରେ) ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସେ ଝାଡ଼ଖଣ୍ଡର ରାଜ୍ୟପାଳ (୨୦୧୫-୨୦୨୧) ଭାବରେ କାର୍ଯ୍ୟ କରିଥିଲେ । ବିଜୁ ଜନତା ଦଳ ଏବଂ ଭାରତୀୟ ଜନତା ପାର୍ଟିର ସଂଯୁକ୍ତ ଶାସନ ବେଳେ ସେ ବାଣିଜ୍ୟ ଏବଂ ଗମନାଗମନ ବିଭାଗର ସ୍ୱାଧୀନ ମନ୍ତ୍ରୀ ଭାବେ ୨୦୦୦ ମାର୍ଚ୍ଚ ୬ରୁ ୨୦୦୨ ଅଗଷ୍ଟ ୬ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ ଏବଂ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗରେ ମନ୍ତ୍ରୀ ଭାବେ ୨୦୦୨ ଅଗଷ୍ଟ ୬ରୁ ୨୦୦୪ ମଇ ୧୬ ପର୍ଯ୍ୟନ୍ତ କାର୍ଯ୍ୟକରିଥିଲେ ।
ବରଗଡ଼ (ଲୋକ ସଭା ନିର୍ବାଚନ ମଣ୍ଡଳୀ)
ବରଗଡ଼ ଓଡ଼ିଶାର ଏକ ଲୋକସଭା ନିର୍ବାଚନ ମଣ୍ଡଳୀ ।ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ଉପରୋକ୍ତ ୭ଟି ବିଧାନସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ।
କନକ ବର୍ଦ୍ଧନ ସିଂହ ଦେଓ (ଜନ୍ମ: ୧୪ ଜୁନ ୧୯୫୬) ଜଣେ ଓଡ଼ିଆ ରାଜନୀତିଜ୍ଞ, ଯିଏକି ବର୍ତ୍ତମାନ ଓଡ଼ିଶାର ଜଣେ ଉପ-ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଛଅ ଥର କାର୍ଯ୍ୟ କରିଛନ୍ତି । ୧୯୯୫, ୨୦୦୦, ୨୦୦୪, ୨୦୦୯, ୨୦୧୪ ଓ ୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପାଟଣାଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୧ଶ, ୧୨ଶ, ୧୩ଶ, ୧୪ଶ, ୧୫ଶ ଓ ୧୭ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଅତାବିରା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ଅତାବିରା (କ୍ରମିକ ସଂଖ୍ୟା: ୪) ବରଗଡ଼ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଅତାବିରା (ବି), ଅତାବିରା ବ୍ଳକ ଓ ଭେଡେନ ବ୍ଳକ । ଗତ ୨୦୨୪ ନିର୍ବାଚନରେ ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ନିହାର ରଞ୍ଜନ ମହାନନ୍ଦ ବିଜୁ ଜନତା ଦଳ ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କଠାରୁ ୨୮,୯୧୦ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।
ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍ବୁଲ୍ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରିୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।
ନିଆଳି (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ନିଆଳି (କ୍ରମିକ ସଂଖ୍ୟା: ୯୨) କଟକ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଝାରସୁଗୁଡ଼ା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ଝାରସୁଗୁଡ଼ା (କ୍ରମିକ ସଂଖ୍ୟା: ୭) ଝାରସୁଗୁଡ଼ା ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।
ସଚ୍ଚିଦାନନ୍ଦ ରାଉତରାୟ (୧୩ ମଇ ୧୯୧୬ - ୨୧ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ଔପନ୍ୟାସିକ ଥିଲେ । 'ମାଟିର ଦ୍ରୋଣ', 'କବିଗୁରୁ', 'ମାଟିର ମହାକବି', 'ସମୟର ସଭାକବି' ପ୍ରଭୃତି ବିଭିନ୍ନ ଶ୍ରଦ୍ଧାନାମରେ ସେ ନାମିତ । ସେ ପ୍ରାୟ ୭୫ବର୍ଷ ଧରି ସାହିତ୍ୟ ରଚନା କରିଥିଲେ । ତାଙ୍କ ରଚନାସମୂହ ମୁଖ୍ୟତଃ ସାମ୍ରାଜ୍ୟବାଦ, ଫାସିବାଦ ଓ ବିଶ୍ୱଯୁଦ୍ଧ ବିରୋଧରେ । ଓଡ଼ିଆ ସାହିତ୍ୟରେ "ଅତ୍ୟାଧୁନିକତା"ର ପ୍ରବର୍ତ୍ତନର ଶ୍ରେୟ ସଚ୍ଚି ରାଉତରାୟଙ୍କୁ ଦିଆଯାଏ । ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ଚାଳିଶରୁ ଅଧିକ ପୁସ୍ତକ ରଚନା କରିଛନ୍ତି । ତାଙ୍କର ଲେଖାଲେଖି ପାଇଁ ୧୯୮୬ରେ ଭାରତ ସରକାରଙ୍କଠାରୁ ଜ୍ଞାନପୀଠ ପୁରସ୍କାର ପାଇଥିଲେ ।
କାହ୍ନୁଚରଣ ମହାନ୍ତି (୧୧ ଅଗଷ୍ଟ ୧୯୦୬–୬ ଅପ୍ରେଲ ୧୯୯୪) ଜଣେ ଭାରତୀୟ ଓଡ଼ିଆ ଔପନ୍ୟାସିକ ଥିଲେ । ୧୯୩୦ରୁ ୧୯୮୫ ପର୍ଯ୍ୟନ୍ତ ଛଅ ଦଶନ୍ଧିର ସାହିତ୍ୟ ରଚନା କାଳ ମଧ୍ୟରେ ସେ ୫୬ଟି ଉପନ୍ୟାସ ରଚନା କରିଥିଲେ । ତାଙ୍କର କେତେକ ଜଣାଶୁଣା ଉପନ୍ୟାସ ମଧ୍ୟରେ କା, ବାଲିରାଜା, ଶାସ୍ତି, ହା' ଅନ୍ନ, ଝଞ୍ଜା, ଶର୍ବରୀ, ତମସା ତୀରେ ଅନ୍ୟତମ । ୧୯୫୬ ମସିହାରେ ପ୍ରକାଶିତ ଉପନ୍ୟାସ କା ପାଇଁ ସେ ୧୯୫୮ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ଏବଂ ସେ ସାହିତ୍ୟ ଏକାଡେମୀର ଫେଲୋ ମଧ୍ୟ ହୋଇଥିଲେ । ତାଙ୍କୁ "ଓଡ଼ିଶୀର ଅନ୍ୟତମ ଲୋକପ୍ରିୟ ଉପନ୍ୟାସକାର" ଭାବରେ ବିବେଚନା କରାଯାଏ । ପ୍ରସିଦ୍ଧ ସାହିତ୍ୟିକ ଗୋପୀନାଥ ମହାନ୍ତି ଥିଲେ ତାଙ୍କର ସାନ ଭାଇ । ୧୯୯୪ ମସିହା ଏପ୍ରିଲ ୬ ତାରିଖରେ ୮୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିଲା ।
ଭଟଲୀ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ଭଟଲୀ (କ୍ରମିକ ସଂଖ୍ୟା: ୫) ବରଗଡ଼ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଭଟଲୀ ବ୍ଳକ, ସୋହେଲା ବ୍ଳକ ଓ ଅମ୍ବାଭୋନା ବ୍ଳକ । ଗତ ୨୦୨୪ ନିର୍ବାଚନରେ ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ଇରାଶିଷ ଆଚାର୍ଯ୍ୟ ବିଜୁ ଜନତା ଦଳ ପ୍ରାର୍ଥୀ ସୁଶାନ୍ତ ସିଂହଙ୍କ ଠାରୁ ୨୭,୮୯୨ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।
ଗୋଲୋକ ବିହାରୀ ଧଳ (୧୫ ଡିସେମ୍ବର ୧୯୨୧- ୨୪ ଜୁନ ୧୯୭୪) ଓଡ଼ିଆ ପ୍ରବନ୍ଧ ସାହିତ୍ୟରେ ଜଣେ ଭାଷାତତ୍ତ୍ୱବିତ, ପ୍ରଫେସର, ଧ୍ୱନି ତତ୍ତ୍ୱବିତ୍, ଅନୁବାଦକ, ପ୍ରାବନ୍ଧିକ ଓ ଭ୍ରମଣ କାହାଣୀ ଲେଖକ ଥିଲେ । ଜଣେ ପ୍ରାବନ୍ଧିକ ଭାବେ ସେ ବିଭିନ୍ନ ଗଠନମୂଳକ ମୂକ୍ୟବୋଧ ତଥା ଓଡ଼ିଶାର ସମାଜ, ଶିକ୍ଷା, ସଂସ୍କୃତି ଓ ପରମ୍ପରା ଉପରେ ପ୍ରବନ୍ଧମାନ ରଚନା କରୁଥିଲେ । ଭାରତର ଜାତୀୟ ଜୀବନର ତ୍ରୁଟିବିଚ୍ୟୁତି ଉପରେ ତାଙ୍କର କିଛି ପ୍ରବନ୍ଧ ରଚିତ । ତାଙ୍କ ପ୍ରବନ୍ଧମାନ ସରଳ, ସଂକ୍ଷିପ୍ତ ଓ ଇଙ୍ଗିତଧର୍ମୀ ।
କାକଟପୁର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
କାକଟପୁର (କ୍ରମିକ ସଂଖ୍ୟା: ୧୦୫) ପୁରୀ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।
ଦୁର୍ଗାଙ୍କର ବିଦ୍ୟାରୂପୀ ଦଶଶକ୍ତି ନିରୂପଣ କରାଯାଇଛି ଆଗମ ଶାସ୍ତ୍ରରେ । ସେହି ଦଶ ମହାବିଦ୍ୟା ହେଉଛନ୍ତି - କାଳୀ, ତାରା, ଷୋଡ଼ଶୀ, ଭୁବନେଶ୍ୱରୀ, ଭୈରବୀ, ଛିନ୍ନାମସ୍ତା, ଧୂମାବତୀ, ବଗଳାମୁଖୀ, ମାତଙ୍ଗୀ ଏବଂ କମଳା। ଏହାମଧ୍ୟରେ କାଳୀ, ତାରା, ଛିନ୍ନମସ୍ତା, ଧୂମାବତୀ ଉଗ୍ରା, ତଥା ବଗଳା, ଭୈରବୀ ସୌମ୍ୟୋଗ୍ର ମହାବିଦ୍ୟା ଏବଂ ଷୋଡ଼ଶୀ, ଭୁବନେଶ୍ୱରୀ, କମଳା, ମାତଙ୍ଗୀ ସୌମ୍ୟ ମହାବିଦ୍ୟା ରୂପେ ପରିଚିତା । ସୌମ୍ୟ ମହାବିଦ୍ୟାଙ୍କୁ ଶ୍ରୀସୁନ୍ଦରୀ କୁଳରେ ଅନ୍ତର୍ଭୁକ୍ତ କରାଯାଇଛି ଏବଂ ଉଗ୍ର, ସୌମ୍ୟୋଗ୍ର ମହବିଦ୍ୟାଙ୍କୁ କାଳୀ କୁଳରେ ଅନ୍ତର୍ଭୁକ୍ତ କରାହୋଇଛି । ଶ୍ରୀସୁନ୍ଦରୀ ଦେବୀମାନଙ୍କ ଆରଧନା ଗୃହ ମଧ୍ୟରେ ହେଉଥିଲାବେଳେ କାଳୀକୁଳ ଦେବୀମାନଙ୍କ ଉପାସନା ଶ୍ମଶାନ, ବଣ, ନଦୀତଟ ଆଦି ନିର୍ଜନ ସ୍ଥାନରେ ହୋଇଥାଏ, ତଥା ସୌମ୍ୟୋଗ୍ର ବିଦ୍ୟା ଉଭୟ ସ୍ଥାନରେ ଉପାସିତା ହୁଅନ୍ତି ।
ବାଲିକୁଦା-ଏରସମା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବାଲିକୁଦା-ଏରସମା (କ୍ରମିକ ସଂଖ୍ୟା: ୧୦୩) ଜଗତସିଂହପୁର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ବାଲିକୁଦା ବ୍ଳକ ଓ ଏରସମା ବ୍ଳକ । ଗତ ୨୦୨୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ସାରଦା ପ୍ରସନ୍ନ ଜେନା, ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ସତ୍ୟ ସାରଥୀ ମହାନ୍ତିଙ୍କ ଠାରୁ ୨୫,୯୫୯ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି। ଗତ ୨୦୧୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ରଘୁନନ୍ଦନ ଦାସ, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଡା.
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ । ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ସେଥିରୁ ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ବରଗଡ଼ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ବରଗଡ଼ (କ୍ରମିକ ସଂଖ୍ୟା: ୩) ବରଗଡ଼ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।
ପାରାଦ୍ୱୀପ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ପାରାଦ୍ୱୀପ (କ୍ରମିକ ସଂଖ୍ୟା: ୧୦୧) ଜଗତସିଂହପୁର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।