ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
କରଣମାନେ ମୁଖ୍ୟତଃ ଓଡ଼ିଶାରେ ବାସକରୁଥିବା ଏକ ଭାରତୀୟ ହିନ୍ଦୁ କ୍ଷତ୍ରିୟ ଜାତି । କରଣ ପଦବୀ ଏକ ବୃତ୍ତିଗତ ପଦବୀ ଥିଲା ଯାହା କଠୋର ହିନ୍ଦୁ ବର୍ଣ୍ଣ ଓ ଜାତିପ୍ରଥା ସାମାଜିକ ବିଭାଜନରେ ଉଚ୍ଚରେ ଥିବା କ୍ଷତ୍ରିୟ ଜାତିଦ୍ୱାରା ଦଖଲ କରାଯାଇଥିଲା । ସେମାନେ ଆନ୍ଧ୍ର ପ୍ରଦେଶର କେତେକ ସ୍ଥାନରେ କରଣମ ପଦବୀରେ ମଧ୍ୟ ରହିଥିଲେ ଓ ପଶ୍ଚିମବଙ୍ଗ ଏବଂ ବିହାରର କାୟସ୍ଥ ପରି ଓଡ଼ିଶାରେ ସମାନ ଭୂମିକା ଗ୍ରହଣ କରିଥିଲେ । ପାରମ୍ପାରିକ ଭାବରେ ସେମାନେ ଓଡ଼ିଆ ରାଜକୀୟ ରାଜ୍ୟଗୁଡ଼ିକର ଦରବାରରେ ସରକାରୀ ରେକର୍ଡ ରକ୍ଷକ ତଥା ଜମିଦାର, ଶିକ୍ଷକ, ରାଜା, ସୈନ୍ୟବାହିନୀରେ ମୁଖ୍ୟ ସେନାପତି ଓ ମନ୍ତ୍ରୀ ଆଦି ପଦବୀ ଅଧିକାର କରିଥିଲେ। ବର୍ତ୍ତମାନ ସମୟରେ ସେମାନେ ଏକ ରାଜନୈତିକ ପ୍ରଭାବଶାଳୀ ସମ୍ପ୍ରଦାୟ ଏବଂ ୫୦ ବର୍ଷରୁ ଉର୍ଦ୍ଧ ସମୟ ଧରି ଓଡ଼ିଶା ରାଜନୀତିରେ ନେତୃତ୍ତ୍ୱ ସ୍ଥାନ ଅଧିକାର କରିଛନ୍ତି ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଏକ ଇଣ୍ଡୋ-ଆର୍ଯ୍ୟ ଭାରତୀୟ ଭାଷା । ଏହା ଭାରତର ଓଡ଼ିଶାରେ ସର୍ବାଧିକ ବ୍ୟବହୃତ ଓ ମୁଖ୍ୟ ସ୍ଥାନୀୟ ଭାଷା ଏବଂ ୯୧.୮୫% ଲୋକଙ୍କଦ୍ୱାରା କଥିତ । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଶ୍ରୀ ବିନାୟକ ଆଚାର୍ଯ୍ୟ ୧୯୧୮ ମସିହା ଅଗଷ୍ଟ ମାସ ୩୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସ୍ୱର୍ଗୀୟ ଶ୍ରୀ ରଘୁନାଥ ଆଚାର୍ଯ୍ୟ । ସେ କଳା ବିଭାଗରେ +୩ କରିସାରି ଶିକ୍ଷକତା ନିମନ୍ତେ ତାଲିମ ନେଇଥିଲେ । ରାଜନୀତିରେ ଯୋଗଦେବା ଆଗରୁ ସେ ଶିକ୍ଷକତା କରୁଥିଲେ । ପତ୍ରିକା ଅଧ୍ୟୟନ ତାଙ୍କର ଅନ୍ୟତମ ରୁଚି ଥିଲା ଓ ସେ ତାଙ୍କ ବନ୍ଧୁମାନକଙ୍କ ସହିତ ଭାରତ ରାଜନୀତି ବିଷୟରେ ଚର୍ଚ୍ଚା କରୁଥିଲେ, ଯାହା ତାଙ୍କୁ ଭବିଷ୍ୟତ ଜୀବନରେ ରାଜନୀତିରେ ଯୋଗ ଦେବାପାଇଁ ପ୍ରେରଣା ଯୋଗାଇଥିଲା । ୧୯୪୨ ମସିହାରେ ହୋଇଥିବା ଭାରତଛାଡ଼ ଆନ୍ଦୋଳୋନରେ ସେ ଯୋଗଦେଇ ବନ୍ଦୀମାନଙ୍କ ପରିବାର ଲୋକଙ୍କୁ ଦେଖାଶୁଣା କରିଥିଲେ । ତେଣୁ ପୁଲିସର ସନ୍ଧାନବେଳେ ତାଙ୍କ ଭାଇ ଶ୍ରୀ ସତ୍ୟନାରାୟଣ ଆଚାର୍ଯ୍ୟ ଧରାପଡ଼ିଥିଲେ ଓ ତାଙ୍କୁ କାରାଦଣ୍ଡାଦେଶ ହୋଇଥିଲା । ତାଙ୍କର ରାଜନୈତିକ ଜୀବନ ୧୯୬୭ ମସିହାରେ ଆରମ୍ଭ ହୋଇଥିଲା ଓ ସେ ବିଧାୟକ ପାଇ ନିର୍ବାଚନରେ ଭାଗନେଇଥିଲେ । ସେ ୧୯୬୭ ଓ ୧୯୭୧ରେ ୨ଥର ବିଧାୟକ ଭାବେ ବ୍ରହ୍ମପୁର ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ । ୧୯୬୭ରୁ ୧୯୭୨ ପର୍ଯ୍ୟନ୍ତ ବିରୋଧିଦଳର ନେତୃତ୍ୱ ମଧ୍ୟ ନେଇଥିଲେ । ସେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ୨୯ ଡିସେମ୍ବର ୧୯୭୬ଠାରୁ ୩୦ ଅପ୍ରେଲ ୧୯୭୭ ପର୍ଯ୍ୟନ୍ତ ଦାୟିତ୍ୱ ନିର୍ବାହ କରିଥିଲେ । ୧୧ ଡିସେମ୍ବର ୧୯୮୩ରେ ସେ ପ୍ରାଣତ୍ୟାଗ କରିଥିଲେ । ଆଚାର୍ଯ୍ୟଙ୍କ ମୃତ୍ୟୁପରେ ତାଙ୍କ ସ୍ମୃତିରେ ବ୍ରହ୍ମପୁରଠାରେ ସରକାର ବିନାୟକ ଆଚାର୍ଯ୍ୟ ମହାବିଦ୍ୟାଳୟ ଓ ଏକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରତିଷ୍ଠା କରିଥିଲେ ଯାହା ତାଙ୍କ ନାମରେ ନାମିତ ହୋଇଛି ।
ସଚିନ ରମେଶ ତେନ୍ଦୁଲକର(pronunciation (ଜନ୍ମ-୨୪ ଅପ୍ରେଲ ୧୯୭୩)ପୂର୍ବତନ ଭାରତୀୟ କ୍ରିକେଟ ଖେଳାଳି ଓ ବିଶ୍ୱ କ୍ରିକେଟର ସର୍ବକାଳୀନ ଶ୍ରେଷ୍ଠ ବ୍ୟାଟସମ୍ୟାନ ଭାବରେ ସାରା ବିଶ୍ୱରେ ପରିଚିତ । ସେ ଉଭୟ ଟେଷ୍ଟ ଓ ଦିନିକିଆ କ୍ରିକେଟରେ ବିଶ୍ୱର ସବୁଠାରୁ ଅଧିକ ରନ କରିଥିବା କ୍ରିକେଟର । ସେ କ୍ରିକେଟରେ ସବୁଠାରୁ ଅଧିକ ଶତକ ହାସଲ କରିଥିବ ଖେଳାଳି। ସଚିନ ପ୍ରଥମ ଖେଳାଳି ଭାବେ ଏକ ଦିବସୀୟ କ୍ରିକେଟରେ ଦ୍ୱିଶତକ ଅର୍ଜନ କରିଥିଲେ । .
କବିସୂର୍ଯ୍ୟ ବଳଦେବ ରଥ (୧୭୮୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୮୯ ମସିହାରେ ଗଞ୍ଜାମ ଜିଲ୍ଲା ବଡ଼ଖେମୁଣ୍ଡି ରାଜ୍ୟ ର ବିଜୟନଗ୍ରଗଡ଼ରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।
କଥକ ଭାରତୀୟ ଶାସ୍ତ୍ରୀୟ ନୃତ୍ୟର ପ୍ରମୁଖ ନୃତ୍ୟମାନଙ୍କ ମଧ୍ୟରୁ ଗୋଟିଏ ଅଟେ । କଥକର ଉତ୍ପତ୍ତି ପରମ୍ପରାଗତ ରୂପେ ପ୍ରାଚୀନ ଉତ୍ତର ଭାରତରୁ ହୋଇଛି । କଥକ ଶବ୍ଦ ବୈଦିକ ସଂସ୍କୃତ ଶବ୍ଦ କଥରୁ ଆସିଛି , ଯାହାର ଅର୍ଥ ହେଉଛି କାହାଣୀ । ଭଟକନ କଥକସ ମହାନ ମହାକାବ୍ୟ ଏବଂ ପ୍ରାଚୀନ ପୌରାଣିକ କଥାକୁ ନୃତ୍ୟ, ଗୀତ ଏବଂ ସଙ୍ଗୀତ ମାଧ୍ୟମରେ ଆରମ୍ଭ ଗ୍ରୀକ ଥିଏଟରକୁ ସମାନ ରୂପେ ବତେଇଥିଲା । ଭକ୍ତି ଆନ୍ଦୋଳନ ଅନୁସାରେ କଥକ ବିକଶିତ ହେଲା, ବିଶେଷକରି ହିନ୍ଦୁ ଭଗବାନ କୃଷ୍ଣଙ୍କ ପିଲାଦିନ ଏବଂ କାହାଣୀକୁ ସାମିଲ କରି, ତା'ସହିତ ଉତ୍ତର ଭାରତୀୟ ରାଜ୍ୟର ଅଦାଲତରେ ସ୍ୱତନ୍ତ୍ର ରୂପେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଆମ୍ବ ହେଉଛି ଭାରତର ଜାତୀୟ ଫଳ ।ଭାରତୀୟ ସଂସ୍କୃତି ସହ ଓତୋପ୍ରୋତ ଭାବରେ ଜଡ଼ିତ ଆମ୍ବ ପ୍ରାୟ ସମସ୍ତଙ୍କର ପ୍ରିୟ ଫଳ । ହିନ୍ଦୁ ପରମ୍ପରାର ପ୍ରତିଟି ଶୁଭକାର୍ଯ୍ୟରେ ଆମ୍ଭ ପତ୍ରକୁ ଖୋଜା ପଡ଼ିଥାଏ, କଳସ ବସିବାଠାରୁ ତୋରଣ ବାନ୍ଧିବା ପର୍ଯ୍ୟନ୍ତ । କଞ୍ଚା ଓ ପାଚିଲା ଆମ୍ବ ଖାଦ୍ୟ ରୂପେ ବ୍ୟବହୃତ ହୁଏ । ଭାରତୀୟ ଚିତ୍ରକଳାରେ ଆମ୍ବକଷି ଡିଜାଇନ ବହୁଳ ଭାବରେ ଆଦୃତ । କାଶ୍ମୀର ଓ ପାରସ୍ୟ ଚିତ୍ରକଳାରେ ମଧ୍ୟ ଆମ୍ବକଷିର ମହତ୍ତ୍ୱ ରହିଛି । ଆମ୍ବର ମଧୁର ସ୍ୱାଦର ଆକର୍ଷଣରୁ ସାଧାରଣ ମଣିଷ ସମତେ ବହୁ ମନୀଷୀ ଯଥା ପ୍ରାଚୀନ କବି କାଳିଦାସ, ଗ୍ରୀକ ବୀର ଆଲେକଜାଣ୍ଡାର ଏବଂ ମହାନ ବୌଦ୍ଧ ସନ୍ନ୍ୟାସୀ ହୁଏନ ସାଂ କେହିବି ବାଦ ପଡ଼ିନାହାନ୍ତି । ଏହା ଭାରତର ପ୍ରତ୍ୟେକ ରାଜ୍ୟରେ ଦେଖିବାକୁ ମିଳେ। ଆମ୍ବ କଞ୍ଚା ଥିଲେ ଖାଇବାକୁ ଖଟା ଲାଗେ ଓ ପାଚିଲା ପରେ ସୁଆଦିଆ ଲାଗେ ।
ଭରତନାଟ୍ୟମ ଅନ୍ୟନାମ ସାଦିର, ତାମିଲନାଡୁରେ ଉତ୍ପନ୍ନ ଭାରତୀୟ ଶାସ୍ତ୍ରୀୟ ନୃତ୍ୟର ଏକ ପ୍ରମୁଖ ଶୈଳୀ ଅଟେ । ପରମ୍ପରାଗତ ରୂପେ ଭରତନାଟ୍ୟମ ନୃତ୍ୟ ବିଶେଷତଃ ମହିଳା ମାନଙ୍କଦ୍ୱାରା କରାଯାଇଥାଏ । ଏବଂ ହିନ୍ଦୁ ଧର୍ମକୁ ଧାର୍ମିକ ବିଷୟ ଏବଂ ଆଧ୍ୟାତ୍ମିକ ବିଚାରକୁ ବିଶେଷ ରୂପେ ଶୈବ ବାଦ, ବୈଷ୍ଣବ ବାଦ ଏବଂ ଶକ୍ତି ବାଦରେ ବ୍ୟକ୍ତ କରାଯାଇଥିଲାଭରତନାଟ୍ୟମର ସିଦ୍ଧାନ୍ତର ମୂଳ ପ୍ରାଚୀନ ସଂସ୍କୃତ ପାଠକ "ଭରତ ମୁନୀ", "ନାଟ୍ୟଶାସ୍ତ୍ର"ର ଅନୁସନ୍ଧାନ କରିଥାଏ ଦ୍ୱିତୀୟ ଶତାବ୍ଦୀ ସୀଈଦ୍ୱାରା ଏହାର ଅସ୍ତିତ୍ୱ ପ୍ରାଚୀନ ତାମିଲ ମହାକାବ୍ୟ "ସିଲପ୍ପଟିକାରମ"ରେ ବର୍ଣ୍ଣିତ ହୋଇଛି, ଏମିତି କି 6 ବିଂରୁ 9 ବିଂ ଶତାବ୍ଦୀର ମନ୍ଦିର ମୂର୍ତ୍ତିଗୁଡ଼ିକ ଏହା ସୂଚିତ କରାଏ କି, ଏହା ମଧ୍ୟ ଏକ ସହସ୍ତ୍ରାବ୍ଦୀ ସୀଈଦ୍ୱାରା ଭଲରୂପେ ପରିସ୍କୃତ ପ୍ରଦର୍ଶନ କଳା ଥିଲା । ଭରତନାଟ୍ୟମ ଭାରତର ସବୁଠାରୁ ପୁରୁଣା ଶାସ୍ତ୍ରୀୟ ନୃତ୍ୟ ପରମ୍ପରା ଅଟେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ମଣିପୁରୀ ନୃତ୍ୟ , ଜଗୋଈ ନାମରେ ଜଣାଯାଏ, ପ୍ରମୁଖ ଭାରତୀୟ ଶାସ୍ତ୍ରୀୟ ନୃତ୍ୟରୁ ଗୋଟିଏ ଅଟେ । ମିଆଁମାର, ଆସାମ, ନାଗାଲ୍ୟାଣ୍ଡ ଏବଂ ମିଜରାମ ସହିତ ଜଣାଯାଉଥିବା ପୂର୍ବ-ଉତ୍ତର ଭାରତରେସ୍ଥିତ ଏକ ରାଜ୍ୟ ମୂଳ ରୂପେ ମଣିପୁର ଅଟେ । ଏହା ବିଶେଷ ରୂପେ ନିଜ ହିନ୍ଦୁ ବୈଷ୍ଣବ ବାଦ ବିଷୟଗୁଡ଼ିକ ପାଇଁ ଜଣାଯାଏ ଏବଂ ରାଧା-କୃଷ୍ଣଙ୍କ ପ୍ରେମ ଚରିତ ନାଟକର ଉତ୍କୃଷ୍ଟ ପ୍ରଦର୍ଶନ ରାସଲୀଳାକୁ ଡାକିଥାଏ । ଶୈବ ବାଦ, ଶକ୍ତି ବାଦ ଏବଂ କ୍ଷେତ୍ରିୟ ଦେବତାମାନଙ୍କୁ ସମ୍ବୋନ୍ଧିତ ବିଷୟରେ ମଧ୍ୟ ନୃତ୍ୟ କରାଯାଇଥାଏ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ଭୀମରାଓ ରାମଜୀ ଆମ୍ବେଦକର (୧୪ ଏପ୍ରିଲ ୧୮୯୧ - ୬ ଡିସେମ୍ବର ୧୯୫୬) ଜଣେ ଭାରତୀୟ ଆଇନଜୀବୀ, ଅର୍ଥନୀତିଜ୍ଞ, ସମାଜ ସଂସ୍କାରକ ଏବଂ ରାଜନୈତିକ ନେତା ଥିଲେ ଯିଏ ସମ୍ବିଧାନ ସଭା ବିତର୍କରୁ ଭାରତର ସମ୍ବିଧାନ ପ୍ରସ୍ତୁତ କରୁଥିବା କମିଟିର ନେତୃତ୍ୱ ନେଇଥିଲେ, ଜବାହରଲାଲ ନେହେରୁଙ୍କ ପ୍ରଥମ କ୍ୟାବିନେଟରେ ଆଇନ ଏବଂ ନ୍ୟାୟ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ହିନ୍ଦୁ ଧର୍ମ ତ୍ୟାଗ କରିବା ପରେ ଦଳିତ ବୌଦ୍ଧ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଗ୍ରେଟ୍ ବ୍ରିଟେନ୍ ଓ ଉତ୍ତର ଆୟାର୍ଲ୍ଯାଣ୍ଡ୍ର ଯୁକ୍ତରାଜ୍ୟ, ବା ସାଧାରଣ ଭାବେ ଯୁକ୍ତରାଜ୍ୟ ଇଉରୋପୀୟ ମୂଳ ଭୂଖଣ୍ଡର ପଶ୍ଚିମ ଉପକୂଳରେ ଅବସ୍ଥିତ ଏକ ସାର୍ବଭୌମ ରାଷ୍ଟ୍ର ବା ରାଷ୍ଟ୍ରସଂଘ । ଯୁକ୍ତରାଜ୍ୟ ମଧ୍ୟରେ ଗ୍ରେଟ ବ୍ରିଟେନ ଦ୍ୱୀପ, ଆୟରଲ୍ୟାଣ୍ଡ ଦ୍ୱୀପର ଉତ୍ତରପୂର୍ବ ଭାଗ ଏବଂ ଅନେକ ଛୋଟ ଦ୍ୱୀପ ଅନ୍ତର୍ଭୁକ୍ତ । ଉତ୍ତର ଆୟରଲ୍ୟାଣ୍ଡ୍ ଓ ଆୟରଲ୍ୟାାଣ୍ଡ୍ ସାଧାରଣତନ୍ତ୍ର ମଝିରେ ସ୍ଥଳ ସୀମା ରହିଛି । ଏହାଛଡ଼ା ଯୁକ୍ତରାଜ୍ୟକୁ ଆଟଲାଣ୍ଟିକ ମହାସାଗର ଘେରିରହିଛି । ଏହାର ପୂର୍ବରେ ଉତ୍ତର ସମୁଦ୍ର, ଦକ୍ଷିଣରେ ଇଂରାଜୀ ପ୍ରଣାଳୀ ଏବଂ ଦକ୍ଷିଣ-ପଶ୍ଚିମରେ କେଲଟିକ ସାଗର ରହିଛି । ଏହାର ବେଳା ବିଶ୍ୱର ୧୨ତମ ଦୀର୍ଘ ଉପକୂଳ । ଆଇରିସ ସାଗର ଗ୍ରେଟ ବ୍ରିଟେନ ଏବଂ ଆୟରଲ୍ୟାଣ୍ଡକୁ ଅଲଗା କରିଥାଏ । ଯୁକ୍ତରାଜ୍ୟର ମୋଟ କ୍ଷେତ୍ରଫଳ ୨,୪୦,୦୦୦ ବର୍ଗ କି.ମି.
ତପସ୍ୱିନୀ, ସ୍ୱଭାବ କବି ଗଙ୍ଗାଧର ମେହେରଙ୍କଦ୍ୱାରା ରଚିତ ଏକ କାବ୍ୟ ସଙ୍କଳନ । ଏହାର ରଚନା ୧୯୧୩ ମସିହାରେ ସମାପ୍ତ ହୋଇଥିଲା ଏବଂ ୧୯୧୪ ମସିହାରେ ପ୍ରକାଶିତ ହୋଇଥିଲା । ଏଗାରଟି ସର୍ଗରେ ସମୃଦ୍ଧ ଏହି କାବ୍ୟ ଗ୍ରନ୍ଥଟିରେ ରାମ ଓ ସୀତାଙ୍କର ଜୀବନ ଓ ଆଦର୍ଶ ବର୍ଣ୍ଣନା କରାଯାଇଛି । 'କରୁଣ ରସ'ରେ ଏହି କାବ୍ୟଟି ରଚିତ । ପ୍ରଣବ ରଞ୍ଜନ ଭୂୟାଁ, ପୁସ୍ତକଟିକୁ ଇଂରାଜୀରେ ଅନୁବାଦ କରିଛନ୍ତି ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଓଡ଼ିଶୀ ଭାରତରେ ପ୍ରଚଳିତ ଓ ଓଡ଼ିଶାରୁ ଆରମ୍ଭ ହୋଇଥିବା ଏକ ଶାସ୍ତ୍ରୀୟ ନୃତ୍ୟ ଓ ସଙ୍ଗୀତ ପରମ୍ପରା । ଏଥିରେ ଅନ୍ତର୍ଭୁକ୍ତ ଓଡ଼ିଶୀ ନୃତ୍ୟକୁ ଭାରତ ସରକାର ଶାସ୍ତ୍ରୀୟ ନୃତ୍ୟ ଓ ଓଡ଼ିଶୀ ସଙ୍ଗୀତକୁ ଓଡ଼ିଶା ସରକାର ଶାସ୍ତ୍ରୀୟ ସଙ୍ଗୀତ ତାଲିକାଭୁକ୍ତ କରିଛନ୍ତି । ଓଡ଼ିଶା ତତ୍କାଳୀନ କଳିଙ୍ଗର ଅଂଶ ଥିଲା ଓ ଖାରବେଳଙ୍କ ସମୟରେ ଖୋଦିତ ରାଣୀଗୁମ୍ଫା, ସ୍ୱର୍ଗପୁରୀ ଓ ମଞ୍ଚପୁରୀ ଗୁମ୍ଫାର ଗାତ୍ରରେ ଦେଖିବାକୁ ମିଳୁଥିବା ନର୍ତ୍ତକୀମାନଙ୍କର ପ୍ରତିମା ତଥା ହାତୀଗୁମ୍ଫା ଅଭିଲେଖରେ ବର୍ଣ୍ଣିତ ନୃତ୍ୟ ବର୍ତ୍ତମାନର ଓଡ଼ିଶୀ ନୃତ୍ୟର ସହ ସମ୍ବନ୍ଧ ଦର୍ଶାଇଥାଏ । ପ୍ରଥମ ଖ୍ରୀଷ୍ଟପୂର୍ବ କାଳରେ ଆଧୁନିକ ଭୁବନେଶ୍ୱରସ୍ଥିତ ଖଣ୍ଡଗିରି ଓ ଉଦୟଗିରିଠାରେ ଓଡ଼ିଶୀ ଏକ ଉନ୍ନତ ନୃତ୍ୟକଳାରେ ପରିଣତ ହୋଇସାରିଥିଲା । ଭରତ ତାଙ୍କ ରଚିତ ନାଟ୍ୟ ଶାସ୍ତ୍ରରେ କଳିଙ୍ଗ ନୃତ୍ୟ ଶୈଳୀରେ ଓଡ଼ିଶୀ ନୃତ୍ୟ ବାବଦରେ ବର୍ଣ୍ଣନା କରି ଏହାର ନାମ ଓଡ୍ର-ମାଗଧି ବୋଲି ଉଲ୍ଲେଖ କରିଥିଲେ । ଭୁବନେଶ୍ୱରର ପର୍ଶୁରାମେଶ୍ୱର ମନ୍ଦିର, ବୈତାଳ ମନ୍ଦିର, ଶିଶିରେଶ୍ୱର ମନ୍ଦିର, ମାର୍କଣ୍ଡେଶ୍ୱର ମନ୍ଦିର, ମୁକ୍ତେଶ୍ୱର ମନ୍ଦିର, ରାଜରାଣୀ ମନ୍ଦିର, ଲିଙ୍ଗରାଜ ମନ୍ଦିର, ମେଘେଶ୍ୱର ମନ୍ଦିର, ପୁରୀର ଜଗନ୍ନାଥ ମନ୍ଦିର ଏବଂ କୋଣାର୍କର ସୂର୍ଯ୍ୟମନ୍ଦିରର ବର୍ହିଭାଗରେ ଖୋଦିତ ନର୍ତ୍ତକୀ ଓ ନାୟିକାମାନଙ୍କର ଅଙ୍ଗଭଙ୍ଗୀ ଓ ମୁଦ୍ରାରୁ ଓଡ଼ିଶୀ ନୃତ୍ୟର ପରମ୍ପରା ସମୃଦ୍ଧ ହୋଇଥିବା ଜଣାଯାଏ । ପରବର୍ତ୍ତୀ କାଳରେ ଏହି ନୃତ୍ୟ ଦେବଦାସୀ ନୃତ୍ୟ (ମାହାରୀ) ଓ ଗୋଟିପୁଅ ଆଦି ନୃତ୍ୟ ପରମ୍ପରାଦ୍ୱାରା ପରିବେଷିତ ହୋଇଆସୁଛି । ଭାରତ ସ୍ୱାଧୀନ ହେବା ପରେ ଏହି ନୃତ୍ୟ ପରମ୍ପରାର ପୁନରୁଦ୍ଧାର କରାଯାଇ ଓଡ଼ିଶୀ ନାମରେ ନାମକରଣ କରାଗଲା ଓ ୧୯୬୪ ମସିହାରେ ଓଡ଼ିଶୀ ଶାସ୍ତ୍ରୀୟ ନୃତ୍ୟ ମାନ୍ୟତା ପାଇଲା । ଏହି ପଦଃକ୍ଷେପ ପଛରେ ମୁଖ୍ୟତଃ ନୃତ୍ୟଗୁରୁ କାଳୀଚରଣ ପଟ୍ଟନାୟକ, ପଙ୍କଜ ଚରଣ ଦାସ, ଦେବ ପ୍ରସାଦ ଦାସ ଓ କେଳୁଚରଣ ମହାପାତ୍ରଙ୍କ ଭୂମିକା ଅନ୍ୟତମ । ଏହି ନୃତ୍ୟରେ ପଖଉଜ, ବେହେଲା, ଗିନି, ଝାଞ୍ଜ ଓ ବଂଶୀ ଆଦି ବାଦ୍ୟଯନ୍ତ୍ର ବ୍ୟବହାର କରାଯାଏ ।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
କୁମ୍ଭ ମେଳା, ହିନ୍ଦୁ ଧର୍ମର ପରମ୍ପରା ଓ ସଂସ୍କୃତିରେ ଏକ ମହାମେଳା ବା ମହାପର୍ବ । ଏହା ଭାରତ ଉପଖଣ୍ଡର ତ୍ରିବେଣୀ ସଙ୍ଗମଠାରେ ଆୟୋଜିତ ହୁଏ । ୧୨ ବର୍ଷରେ ଥରେ ହୁଏ କୁମ୍ଭ ମେଳା ଓ ପ୍ରତିତିନି ବର୍ଷରେ ଅଲଗା ଅଲଗା ସ୍ଥାନ ହରିଦ୍ୱାର, ପ୍ରୟାଗ, ଉଜ୍ଜୟିନୀ ଓ ନାଶିକରେ ଅନୁଷ୍ଠିତ ହୁଏ । ଗଙ୍ଗା-ଯମୁନା-ସରସ୍ୱତୀର ସଙ୍ଗମସ୍ଥଳରେ ମହାକୁମ୍ଭମେଳା ସମୟରେ ଲକ୍ଷ ଲକ୍ଷ ସାଧୁସନ୍ଥ ତଥା ହିନ୍ଦୁ ଶ୍ରଦ୍ଧାଳୁ ସ୍ନାନ କରି ପୂଣ୍ୟ ଅର୍ଜନ କରନ୍ତି ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
କବାଡି ଭାରତର ବିଭିନ୍ନ ଅଞ୍ଚଳରେ ଖେଳା ଯାଉଥିବା ଏକ ଲୋକପ୍ରିୟ ଖେଳ । ଏହା ସର୍ବପ୍ରଥମେ ଭାରତରୁ ଆରମ୍ଭ ହୋଇଥିବାର ନଜିର ରହିଛି । ଭାରତରେ ବିଭିନ୍ନ ପର୍ବ ପାଳନ ଅବସରରେ ତଥା ଅନ୍ୟ ସମୟରେ ଆମୋଦ ପାଇଁ ମଧ୍ୟ ଖେଳା ଯାଇଥାଏ । ଭାରତ ଛଡା ବିଭିନ୍ନ ସ୍ଥାନରେ ଏହି ଖେଳକୁ ଭିନ୍ନ ଭିନ୍ନ ଆଞ୍ଚଳିକ ନାମରେ ଲୋକମାନେ ଜାଣନ୍ତି । ବଙ୍ଗଳାଦେଶରେ ଏହି ଖେଳକୁ ହୁହୁଡୁ , ମାଳଦ୍ୱୀପରେ ଏହାକୁ ବାନାଟି , ଆନ୍ଧ୍ରପ୍ରଦେଶରେ ଏହାକୁ ଚୀଡୁଗୁଡୁ , ତାମିଲନାଡୁରେ ସାଡୁଗୁଡୁ ଆଦି ନାମରେ ଜଣାଯାଇଥାଏ । ଏହି ଖେଳଟି ବଙ୍ଗଳାଦେଶରେ ଜାତୀୟ ଖେଳ ଭାବରେ ଆଦୃତ ହୋଇଛି । ଏହାକୁ ଅଧିକ ଲୋକପ୍ରିୟ କରିବା ପାଇଁ ଏବେ ଭାରତରେ ଜାତୀୟ ସ୍ତରରେ ପ୍ରୋ କବାଡି ଲିଗ(Pro Kabaddi League) ଆୟୋଜନ କରାଯାଉଛି । ଯଦିଓ ଏହାର ନାମର ଉତ୍ପତ୍ତିକୁ ନେଇ ସେପରି କିଛି ନିର୍ଦ୍ଧିଷ୍ଟ ପ୍ରମାଣ ଆଜିଯାଏଁ ମିଳି ପାରିନାହିଁ , ତଥାପି ଉତ୍ତର ଭାରତରୁ ଏହାର ଉତ୍ପତ୍ତି ବିଷୟରେ ସୂଚନା ମିଳେ । ତାମିଲ ଶବ୍ଦ "କାଭିଡି"(ତାମିଲ ଅର୍ଥ ଅଧା ନଇଁ କରି ଖେଳିବାକୁ ବୁଝାଏ) କିମ୍ବା "କାଇ-ପିଡି"(ହାତକୁ ହାତ ଧରିକରି ଖେଳିବାକୁ ବୁଝାଏ )ରୁ "କବାଡି'" ଶବ୍ଦ ଆସିଥିବା ଅନୁମାନ କରାଯାଏ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଧନେଶ୍ୱର ମାଝି (୫ ଜୁଲାଇ ୧୯୪୧ - ୧୦ ଅକ୍ଟୋବର ୨୦୨୪) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ପାଞ୍ଚ ଥର କାର୍ଯ୍ୟ କରିଥିଲେ । ୧୯୭୧, ୧୯୭୪, ୨୦୦୦, ୨୦୦୪ ଓ ୨୦୧୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କେସିଙ୍ଗା ଓ ନର୍ଲା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୫ମ, ୬ଷ୍ଠ, ୧୨ଶ, ୧୩ଶ ଓ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୧୯୭୮ ମସିହାରେ ସେ ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିଲେ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ନିସନ୍ଦେହରେ ଅଲିମ୍ପିକ ହିଁ ହେଉଛି ବିଶ୍ୱର ସର୍ବବୃହତ ତଥା ସର୍ବଶ୍ରେଷ୍ଠ କ୍ରୀଡ଼ା ମହୋତ୍ସବ । କ୍ରୀଡ଼ାର ଉତ୍କର୍ଷ,ପାରସ୍ପରିକ ପ୍ରତିଦ୍ୱନ୍ଦିତା,ଏହାର ଲୋକପ୍ରିୟତା ଆଦି ସମସ୍ତ ଦୃଷ୍ଟିକୋଣରୁ ଅଲିମ୍ପିକ କ୍ରୀଡ଼ା ବିଶ୍ୱର ଅନ୍ୟାନ୍ୟ ସମସ୍ତ ପ୍ରତିଯୋଗିତାଠାରୁ ରହିଛି ଅନେକ ଆଗରେ । ବିଶ୍ୱର ଏହି କ୍ରୀଡ଼ା ମହାକୁମ୍ଭରେ ଅଂଶଗ୍ରହଣ କରି ସଫଳତା ହାସଲ କରିବ । ଅର୍ଥ କ୍ରୀଡ଼ାଜଗତର ସର୍ବୋଚ୍ଚ ସୋପାନରେ ଉପନୀତ ହେବା । ସେଥିପାଇଁ ଅଲିମ୍ପିକ ପ୍ରତିଯୋଗିତାର ଆକର୍ଷଣ ସବୁ ସମୟରେ ଉନ୍ମାଦିତ କରିଆସିଛି ବିଶ୍ୱର ସମସ୍ତ ଦେଶର ପ୍ରତିଯୋଗୀମାନଙ୍କୁ । ତାହା ଗ୍ରୀଷ୍ମକାଳୀନ ଅଲିମ୍ପିକ ହେଉ ବା ଶୀତକାଳୀନ ଅଲିମ୍ପିକ, ଏହାର ରୋମାଞ୍ଚ,ଏହାର ଉତ୍ତେଜନା ସବୁବେଳେ ସମାନ ।.
ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦, ଅନ୍ୟମତ ୧୭୫୭ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ରୀତିଯୁଗୀୟ ଓଡ଼ିଆ କବି ଓ ଓଡ଼ିଶୀ ସଙ୍ଗୀତକାର ଅଟନ୍ତି। ତରୁଣ ବୟସରେ ସେ ବାଘ ଗୀତ, ଚଢ଼ାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି।
ସର୍ଦ୍ଦାର ବଲ୍ଲଭଭାଇ ପଟେଲ(୩୧ ଅକ୍ଟୋବର ୧୮୭୫-୧୫ ଡିସେମ୍ବର ୧୯୫୦) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ, ଓକିଲ, ଭାରତୀୟ ଜାତୀୟ କଂଗ୍ରେସର ସଭ୍ୟ ଥିଲେ । ଭାରତର ସ୍ୱାଧୀନତା ସଂଗ୍ରାମରେ ତାଙ୍କ ଭୂମିକା ଗୁରୁତ୍ୱପୁର୍ଣ୍ଣ ଥିଲା । ସ୍ୱାଧୀନ ଭାରତର ସେ ପ୍ରଥମ ଉପ-ପ୍ରଧାନମନ୍ତ୍ରୀ ଥିଲେ । ସ୍ୱାଧୀନତା ସମୟରେ ବିନା ରକ୍ତପାତରେ ଭାରତର ପ୍ରାୟ ସମସ୍ତ ରାଜ୍ୟଗୁଡ଼ିକୁ ଏକାଠି କରିବାରେ ତାଙ୍କର ଅବଦାନ ନିମିତ୍ତ ତାଙ୍କୁ "ଲୌହ ମାନବ" ଉପାଧି ମିଳିଥିଲା । ତାଙ୍କର ସ୍ମୃତିରେ ୨୦୧୪ ମସିହାରୁ ପ୍ରତିବର୍ଷ ତାଙ୍କର ଜନ୍ମତିଥି ୩୧ ଅକ୍ଟୋବରକୁ ରାଷ୍ଟ୍ରୀୟ ଏକତା ଦିବସ ରୂପେ ପାଳନ ହୋଇ ଆସୁଅଛି । ୩୧ ଅକ୍ଟୋବର ୨୦୧୮ ତାରିଖରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କଦ୍ୱାରା ଦେଶବାସୀଙ୍କ ଉଦ୍ଦେଶ୍ୟରେ ତାଙ୍କର ଏକ ୧୮୨ ମିଟର ପ୍ରତିମୂର୍ତ୍ତି ଉଦଘାଟନ କରିଥିଲେ । ଏହାକୁ ଏକତାର ପ୍ରତିମୂର୍ତ୍ତି ଭାବରେ ସମ୍ବୋଧନ କରାଯାଉଛି । ଏହା ଉଦଘାଟନ ସମୟରେ ବିଶ୍ୱର ସର୍ବୋଚ୍ଚ ପ୍ରତିମୂର୍ତ୍ତି ଥିଲା ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଓଡ଼ିଶା ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଓଡ଼ିଆ ଭାଗବତ ଜଗନ୍ନାଥ ଦାସଙ୍କ ୧୪ଶ ଶତାବ୍ଦୀରେ ରଚିତ ଓଡ଼ିଆ ଭାଷାର ଏକ ପୁରାତନ ପଦ୍ୟାବଳୀ ରଚନା । ଭାଗବତ ପ୍ରଥମେ ତାଳପତ୍ର ପୋଥି ଭାବରେ ଲେଖାଯାଇଥିଲା । ପରେ ଏହି ପୋଥିମାନଙ୍କୁ ଏକାଠି କରି ତାହାକୁ ଛପା ବହି ଆକାରରେ ପ୍ରକାଶ କରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଟୁଙ୍ଗି ଓ ଭାଗବତ ଗାଦି ବା ଭାଗବତ ଗୋସାଇଁ ଆଦି ସାମୁହିକ ଭାଗବତ ପାଠ ପାଇଁ ରହିଥିଲା । ସେଠାରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ହେତୁ ଏହା ଓଡ଼ିଆ ଘର ମାନଙ୍କରେ ବୋଲାଯାଇଥାଏ । ଜଗନ୍ନାଥଙ୍କ ପାଖରେ ମଧ୍ୟ ଭାଗବତ ପଢ଼ାଯାଏ । ଭାଗବତ ପ୍ରତି ଓଡ଼ିଆ ହିନ୍ଦୁ ଘରେ ସନ୍ତାନ ଜନ୍ମ ହେବା ଏନ୍ତୁଡ଼ିଶାଳରେ ଏବଂ ମୁମୂର୍ଷର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ, ମହାମାରୀ, ହଇଜା ଓ ଗ୍ରାମର ଅନିଷ୍ଟ ଆଶଙ୍କା ଭୟରେ ଭାଗବତ ପାଠ କରାଯାଉଥିଲା । ଓଡ଼ିଆ ଭାଗବତ ବାର ସ୍କନ୍ଧରେ ବିଭକ୍ତ ଏବଂ ପ୍ରତି ସ୍କନ୍ଧ ଦଶରୁ ତିରିଶଟି ଅଧ୍ୟାୟ ବିଭକ୍ତ । ହୋଇ ଏଭଳି ରଚିତ ଯେ ପ୍ରତିଦିନ ଗୋଟିଏ ଗୋଟିଏ ଅଧ୍ୟାୟ ପାଠ କଲେ ଏହା ଠିକ ଏକ ବର୍ଷ ବା ୩୬୫ ଦିନରେ ସମାପ୍ତ ହେବ ।