ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଏକ ଇଣ୍ଡୋ-ଆର୍ଯ୍ୟ ଭାରତୀୟ ଭାଷା । ଏହା ଭାରତର ଓଡ଼ିଶାରେ ସର୍ବାଧିକ ବ୍ୟବହୃତ ଓ ମୁଖ୍ୟ ସ୍ଥାନୀୟ ଭାଷା ଏବଂ ୯୧.୮୫% ଲୋକଙ୍କଦ୍ୱାରା କଥିତ । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି।
ରାମକୃଷ୍ଣ ପରମହଂସ(ବଙ୍ଗଳା: রামকৃষ্ণ পরমহংস) (୧୮ ଫେବୃଆରୀ,୧୮୩୬-୧୬ ଅଗଷ୍ଟ,୧୮୮୬) ପୂର୍ବନାମ ଗଦାଧର ଚଟ୍ଟୋପାଧ୍ୟାୟ । ଉନବିଂଶ ଶତାବ୍ଦୀର ବିଖ୍ୟାତ ଯୋଗୀ,ଦାର୍ଶନିକ ଓ ହିନ୍ଦୁ ଧର୍ମଗୁରୁ । ତାଙ୍କ ପ୍ରଚାରିତ ଧର୍ମୀୟ ଚିନ୍ତାଧାରାରେ ରାମକୃଷ୍ଣ ମିଶନର ପ୍ରତିଷ୍ଠା କରିଥିଲେ ତାଙ୍କର ପ୍ରଧାନ ଶିଷ୍ୟ ସ୍ୱାମୀ ବିବେକାନନ୍ଦ । ଉନବିଂଶ ଶତାବ୍ଦୀର ହିନ୍ଦୁ ନବଜାଗରଣରେ ଉଭୟଙ୍କର ଦାନ ଅତୁଳନୀୟ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଚନ୍ଦ୍ରପକ୍ଷର ଏକାଦଶ ଦିବସ - ଚନ୍ଦ୍ରର ଏକାଦଶ କଳାର ହ୍ରାସ ବା ବୃଦ୍ଧିଜନିତ ତିଥି । କୃଷ୍ଣପକ୍ଷର ଏକାଦଶୀକୁ କୃଷ୍ଣା ଏକାଦଶୀ ଓ ଶୁକ୍ଳପକ୍ଷର ଏକାଦଶୀକୁ ଶୁକ୍ଳା ଏକାଦଶୀ କୁହାଯାଇଥାଏ । ଏକାଦଶୀ ତିଥିରେ କେତେକ ବିଶେଷ ନକ୍ଷତ୍ରର ସଂଯୋଗ ଘଟିଲେ ତାହାକୁ ଜୟା-ବିଜୟା-ଜୟନ୍ତୀ ଓ ପାପନାଶିନୀ କହାଯାଏ । ତେବେ ୨୪ ଏକାଦଶୀର ନାମ ରହିଛି । ସେଗୁଡିକ ହେଲା ଉତ୍ପନ୍ନା, ମୋକ୍ଷଦା, ସଫଳା, ପୁତ୍ରଦା, ଷଟ୍ତିଳା, ଜୟା (ଭୌମୀ), ବିଜୟା, ଆମଳକୀ(ଅଅଁଳା) , ପାପମୋଚନୀ, କାମଦା, ବରୁଥିନୀ, ମୋହିନୀ, ଅପରା, ନିର୍ଜଳା ଅଥବା ଭୀମସେନୀ, ଯୋଗିନୀ, ହରିଶୟନୀ (ପଦ୍ମା), କାମିକା (କାମଦା), ପୁତ୍ରଦା, ଅଜା, ପଦ୍ମା (ପୁତ୍ରଦା), ଇନ୍ଦିରା, ପାପଙ୍କୁଶା, ରମ୍ଭା ଓ ପ୍ରବୋଧିନୀ ।
ମକର ସଂକ୍ରାନ୍ତି ଏକ ସର୍ବ ଭାରତୀୟ ପର୍ବ । ଏହି ପର୍ବକୁ ସମସ୍ତେ ଉତ୍ସାହର ସହିତ ପାଳନ କରନ୍ତି । ଭାରତ ବାହାରେ ରୋମାନ ଓ ଇହୁଦୀମାନେ ମଧ୍ୟ ଏହିପର୍ବ ପାଳନ କରନ୍ତି । ଭାରତର ବିଭିନ୍ନ ଅଞ୍ଚଳ ଅପେକ୍ଷା ଦକ୍ଷିଣ ଭାରତରେ ଏହା ସବୁଠାରୁ ବଡ଼ ପର୍ବ । ଦକ୍ଷିଣରେ ଏହାକୁ ପୋଙ୍ଗଲ ବୋଲି କହନ୍ତି । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ସୌର ଗଣନା ଅନୁସାରେ ମକର ସଂକ୍ରାନ୍ତିକୁ ମକର ମାସର ପ୍ରଥମ ଦିନ ହିସାବରେ ଗ୍ରହଣ କରାଯାଏ । ସଂକ୍ରାନ୍ତି ହେଉଛି ସୂର୍ଯ୍ୟଙ୍କର ସଂକ୍ରମଣ ବା ଗୋଟିଏ ରାଶିରୁ ଅନ୍ୟ ରାଶିକୁ ଚଳନ କରିବାର ଦିନ । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଧନୁ ରାଶିରୁ ମକର ରାଶିକୁ କ୍ରମଶଃ ଗମନ କରନ୍ତି । ଏହି ଦିନଠାରୁ ସୂର୍ଯଙ୍କର ଉତ୍ତରାୟଣ ଗତି ଆରମ୍ଭ ହୋଇଥାଏ ।
ଭୁଟାନ ଦକ୍ଷିଣ ଏସିଆ ମହାଦେଶର ଭୁ-ପରିବେଷ୍ଟିତ ଏକ ଦେଶ। ଏହା ହିମାଳୟର ପୂର୍ବ ପାର୍ଶ୍ୱରେ ଅବସ୍ଥିତ।ଏହାର ଉତ୍ତରକୁ ଚୀନର ସ୍ୱାୟତ୍ତ ଅଞ୍ଚଳ ତିବେତ,ଭାରତର ସିକ୍କିମ ରାଜ୍ୟ,ପଶ୍ଚିମକୁ ତିବେତ୍ର ଚୁମ୍ବି,ପୂର୍ବକୁ ଭାରତର ଅରୁଣାଞ୍ଚଳ ପ୍ରଦେଶ ଓ ଦକ୍ଷିଣକୁ ଭାରତର ଆସାମ ଘେରି ରହିଛି। ଭୂଟାନ ଦକ୍ଷିଣ ଏସିଆରେ ଅବସ୍ଥିତ ଓ ମାଲଦିଭେସ ପରେ ଏହା ଦ୍ୱିତୀୟ ଅଳ୍ପ ଜନାକୀର୍ଣ୍ଣ ଦେଶ।ଥିମ୍ପୁ ଏହାର ରାଜ୍ୟ ଓ ବୃହତ୍ତମ ସହର ଅଟେ ଯେଉଁଠାରେକି ଫୁଣ୍ଟସୋଲିଙ୍ଗ ଏହାର ଅର୍ଥନୈତିକ କ୍ଷେତ୍ର। ଏହା ତା'ର ଇତିହାସରେ କେବେ ମଧ୍ୟ ଉପନିବେଶ ସ୍ଥାପନ କରିପାରିନାହିଁ। ଭୁଟାନ ଶବ୍ଦ ସଂସ୍କୃତ ଶବ୍ଦ "ଭୁ-ଉଥାନ"ରୁ ଉତ୍ପନ୍ନ ହୋଇଛି ଯାହାର ଅର୍ଥ ହେଉଛି "ଉଚ୍ଚ ଭୂମି"।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
କଦଳୀ ହେଉଛି ଏକ ଲମ୍ବାଳିଆ ଖଦ୍ଯୋପଯୋଗୀ ଫଳ, ଉଦ୍ଭିଦବିଜ୍ଞାନ ଅନୁସାରେ ଏକ କୋଳି । ଏଗୁଡିକ ମୁସା ପ୍ରଜାତିର ବଡ଼ବଡ଼ ଗୁଳ୍ମଜାତୀୟ ଉଦ୍ଭିଦମାନଙ୍କର ଫଳ । ଫଳଟି ବିଭିନ୍ନ ରଙ୍ଗ ଏବଂ ଆକାରର କିନ୍ତୁ ସାଧାରଣତଃ ଲମ୍ବା, ବଙ୍କା ଏବଂ ଶର୍କରାରେ ପୂର୍ଣ୍ଣ ମାଂସ ଯୁକ୍ତ ହୋଇଥାଏ, ଯାହା ଏକ ସବୁଜ କିମ୍ବା ହଳଦିଆ ଚୋପାଦ୍ୱାରା ଘୋଡାଇ ହୋଇ ରହିଥାଏ । କଦଳୀ, ଗଛର ଉପରପଟୁ ଏକତ୍ର ଫଳିଥାଏ । ବର୍ତ୍ତମାନର ପ୍ରାୟ ସମସ୍ତ ମଞ୍ଜି-ବିହୀନ କଦଳୀ ଦୁଇଟି ବନ୍ଯ ପ୍ରଜାତିଠାରୁ ଆସିଥାଏ - ମୁସା ଆକୁମିନାଟା, ଏବଂ ମୁସା ବାଲ୍ୱିସିଆନା।
ବନ୍ଦେ ମାତରମ ଏକ ରାଷ୍ଟ୍ର ଭକ୍ତି କବିତା ଯାହା ବଙ୍କିମ ଚନ୍ଦ୍ର ଚଟୋପାଧ୍ୟାୟଙ୍କଦ୍ୱାରା ୧୮୮୨ ମସିହାରେ ଆନନ୍ଦ ମଠ ଉପନ୍ୟାସରେ ଲେଖାଯାଇଥିଲା । ଏହା ସଂସ୍କୃତ ଓ ବଙ୍ଗଳା ଭାଷାର ମିଶାମିଶି ଭାଷାରେ ଲେଖାଯାଇଥିଲା । ଏହି କବିତାଟି ଏକ ଜଣାଣ ଅଟେ ଯେଉଁଥିରେ ମା ଦୁର୍ଗାଙ୍କୁ ଭାରତ ମାତାଙ୍କ ଅବତାର ସହିତ ତୁଳନା କରି ତାଙ୍କ ବନ୍ଦନା କରାଯାଇଛି । ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଏହି କବିତାର ଭୂମିକା ଅନେକ । ଏହି କବିତାଟିକୁ ପ୍ରଥମ ଥର ପାଇଁ ରବୀନ୍ଦ୍ରନାଥ ଠାକୁର ୧୮୯୬ର କଂଗ୍ରେସ ଅଧିବେସନରେ ଆବୃତ୍ତି କରିଥିଲେ । ୧୯୫୦ରେ ଭାରତ ଯେତବେଳେ ଏକ ଗଣତାନ୍ତ୍ରିକ ଦେଶ ଭାବେ ପରିଚୟ ପାଇଲା ସେତବେଳେ ଏହି କବିତାର ଦୁଇଟି ଛନ୍ଦ ସରକାରୀ ଭାବରେ ଭାରତ ଗଣରାଜ୍ୟର ରାଷ୍ଟ୍ର ଗାନ କରିଦିଆଗଲା ।
ଓଡ଼ିଶା ସରକାରଙ୍କ ଯୋଜନାସବୁର ତାଲିକା
ଭାରତରେ ଓଡ଼ିଶା ସରକାର ରାଜ୍ୟବାସୀଙ୍କ ପାଇଁ ସମୟ ସମୟରେ ବିଭିନ୍ନ କାର୍ଯ୍ୟକ୍ରମ ପ୍ରସ୍ତୁତ କରିଛନ୍ତି ଯାହାକୁ ଆମେ ସ୍କିମ୍ (ଯୋଜନା) ବୋଲି କହିଥାଉ । ନିମ୍ନରେ ସରକାରୀ ଯୋଜନାର ତାଲିକା ଗୁଡ଼ିକୁ ଉଲ୍ଲେଖ କରାଯାଇଛି । ଉପସ୍ଥିତ ତାଲିକାରେ ଜାତୀୟ ଯୋଜନାଗୁଡିକର ରାଜ୍ୟ କାର୍ଯ୍ୟକାରିତା (ଯଥା: ଜାତୀୟ ପୁଷ୍ଟିକର ମିଶନ୍; ମହିଳା ଏବଂ ଶିଶୁ ବିକାଶ ମନ୍ତ୍ରଣାଳୟ; ବାଲ୍ୟ ବିବାହ ନିଷେଧ ଆଇନ, ୨୦୦୬; ସମନ୍ୱିତ ଶିଶୁ ବିକାଶ ସେବା) ମଧ୍ୟ ଅନ୍ତର୍ଭୂକ୍ତ କରାଯାଇଛି ।
ନିଗମାନନ୍ଦ ପରମହଂସ (୧୮୮୦ − ୧୯୩୫) ଜଣେ ଭାରତୀୟ ସାଧକ ଓ ଆଧ୍ୟାତ୍ମିକ ଗୁରୁ ଥିଲେ । ସେ ଭାରତର ପଶ୍ଚିମ ବଙ୍ଗ ରାଜ୍ୟର ନଦିଆ ଜିଲ୍ଲାର କୁତବପୁର ଗ୍ରାମର ଗୋଟିଏ ବ୍ରାହ୍ମଣ ପରିବାରରେ ୧୨୮୭ ସାଲ (୧୮ ଅଗଷ୍ଟ ୧୮୮୦) ଝୁଲଣ ପୂର୍ଣିମା ତିଥି ରେ, ଜନ୍ମଗ୍ରହଣ କରିଥିଲେ । ଭାରତର ସେ ଜଣେ ଅସାଧାରଣ ଶକ୍ତି ସମ୍ପନ୍ନ ସଦଗୁରୁ ଥିଲେ । ସନ୍ୟାସୀ ଗ୍ରହଣ ପରେ ପରମହଂସ ଶ୍ରୀ ମଦ୍ ସ୍ୱାମୀ ନିଗମାନନ୍ଦ ସରସ୍ୱତୀ ଦେବ ନାମରେ ବିଖ୍ୟାତ ହେଲେ । ବିଶ୍ୱାସ ଯୋଗ୍ୟ ଯେ,ଏହି ମହାତ୍ମା ତନ୍ତ୍ର, ଯୋଗ, ଜ୍ଞାନ ଓ ପ୍ରେମ ଚତୁର୍ବିଧ ସାଧନାରେ ସିଦ୍ଧହୋଇ ନିର୍ବିକଳ୍ପ ଭୂମିରୁ ଗୁରୁ ରୂପେ ଅବତୀର୍ଣ୍ଣ ହୋଇଥିଲେ । ଠାକୁର ନିଗମାନନ୍ଦ ନିର୍ବିକଳ୍ପ ଭୂମିରୁ ଫେରି ଗୁରୁ ଭାବ ଘେନି ଲୋକାଳୟକୁ ଆସିବା ପରେ ସମାଜର ଦୁର୍ଗତି ସନ୍ଦର୍ଶନ ଓ ଉପଲବ୍ଧି କରି ଏହାକୁ ଦୃଢ଼ ଓ ପ୍ରାଣବନ୍ତ କରିବା ଉଦ୍ଦେଶ୍ୟରେ ସେ ବ୍ରହ୍ମଚର୍ଯ୍ୟ ସାଧନ, ଯୋଗୀ ଗୁରୁ , ତାନ୍ତ୍ରିକ ଗୁରୁ, ଜ୍ଞାନୀଗୁରୁ ଓ ପ୍ରେମିକଗୁରୁ ଗ୍ରନ୍ଥମାନ ବଙ୍ଗଳା ଭାଷାରେ ପ୍ରଣୟନ କରିଥିଲେ । ପରବର୍ତ୍ତୀ ସମୟରେ ଏହି ଗ୍ରନ୍ଥମାନର ଓଡ଼ିଆ ଭାଷାନ୍ତର ଦୁର୍ଗାଚରଣ ମହାନ୍ତିଙ୍କଦ୍ୱାରା ସମ୍ଭବପର ହୋଇ ପାରିଥିଲା ।
ଦୁର୍ଗାପୁର ଗ୍ରାମ ଓଡ଼ିଶାର ଅନୁଗୋଳ ଜିଲ୍ଲାର ଛେଣ୍ଡିପଦା ବ୍ଲକ ଅନ୍ତର୍ଗତ ଜରପଡା ଥାନା ଅଧୀନରେ ଥିବା ଏକ ଗାଆଁ । 'ଭଗବତ କୃପା' ଓ 'ସ୍ବର୍ଗତଃ ଉଚ୍ଛବ ଚନ୍ଦ୍ର ପ୍ରଧାନ'ଙ୍କ ସଦିଚ୍ଛା ଯୋଗୁଁ ଅଗ୍ରଗତି କରିଥିବା ଦୁର୍ଗାପୁର ଗ୍ରାମଟି, ବ୍ରିଟିଶ୍ ଏବଂ ରାଜକୀୟ ସମୟରୁ ଏହାର ଘଞ୍ଚ ଜଙ୍ଗଲ ପାଇଁ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ମାନଙ୍କରେ ଜଣାଶୁଣା । ଜିଲ୍ଲାର ସଦର ମହକୁମା ଅନୁଗୋଳଠାରୁ ଗ୍ରାମଟି ୩୨(୨୭+୫) କି.ମି. ଦୂରରେ ଅବସ୍ଥିତ । ୫୫ନଂ ଜାତୀୟ ରାଜପଥ ଗ୍ରାମଠାରୁ ମାତ୍ର ୫ କି.ମି.
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଧର୍ମଗଡ଼ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)
ଧର୍ମଗଡ଼ (କ୍ରମିକ ସଂଖ୍ୟା: ୭୯) କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ।
ଭୁବନେଶ୍ୱର ଭୁବନେଶ୍ୱର ଓଡ଼ିଶାର ରାଜଧାନୀ । ଭୁବନେଶ୍ୱରକୁ ୧୯୬୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ସ୍ଥାପିତ ହେଲା । ଏହି ନଗର, ଯାହାକି ଏକ ଗାଁ ଥିଲା, ପାଖାପାଖି ଦୁଇହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ । ମନ୍ଦିରଗୁଡ଼ିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଛି ।
ଭୀମରାଓ ରାମଜୀ ଆମ୍ବେଦକର (୧୪ ଏପ୍ରିଲ ୧୮୯୧ - ୬ ଡିସେମ୍ବର ୧୯୫୬) ଜଣେ ଭାରତୀୟ ଆଇନଜୀବୀ, ଅର୍ଥନୀତିଜ୍ଞ, ସମାଜ ସଂସ୍କାରକ ଏବଂ ରାଜନୈତିକ ନେତା ଥିଲେ ଯିଏ ସମ୍ବିଧାନ ସଭା ବିତର୍କରୁ ଭାରତର ସମ୍ବିଧାନ ପ୍ରସ୍ତୁତ କରୁଥିବା କମିଟିର ନେତୃତ୍ୱ ନେଇଥିଲେ, ଜବାହରଲାଲ ନେହେରୁଙ୍କ ପ୍ରଥମ କ୍ୟାବିନେଟରେ ଆଇନ ଏବଂ ନ୍ୟାୟ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ହିନ୍ଦୁ ଧର୍ମ ତ୍ୟାଗ କରିବା ପରେ ଦଳିତ ବୌଦ୍ଧ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଆର୍କ୍ମିଡ଼ିସ୍ (ଖ୍ରୀଷ୍ଟପୂର୍ବ ୨୮୭-୨୧୨) ସିରାକସରେ ଜନ୍ମଗ୍ରହଣ କରିଥିଲେ । ସେ ଗ୍ରୀସର ଅଧିବାସୀ ଥିଲେ । ସେ ଏକାଧାରରେ ଜଣେ ଗଣିତଜ୍ଞ, ପଦାର୍ଥ ବିଜ୍ଞାନୀ, ଇଞ୍ଜିନିୟର, ଉଦ୍ଭାବକ ଏବଂ ଗ୍ରହ ବିଜ୍ଞାନ ବିଶାରଦ ଥିଲେ । ପ୍ରାଚୀନକାଳର ବୈଜ୍ଞାନିକମାନଙ୍କ ମଧ୍ୟରେ ସେ ଥିଲେ ଅନ୍ୟତମ । ସେ ଆଧୁନିକ ପଦାର୍ଥ ବିଜ୍ଞାନରେ ଉଦସ୍ଥିତି ବିଜ୍ଞାନ (Hydrostatics)ର ମୂଳଦୂଆ ପକାଇ ଥିଲେ ଏବଂ ଭାରଦଣ୍ଡର ସୂତ୍ରକୁ ବ୍ୟାଖ୍ୟା କରିଥିଲେ । ବହୁତ ଗୁଡ଼ିଏ ଦର୍ପଣଦ୍ୱାରା ବଡ଼ ବଡ଼ ଜାହାଜରେ ନିଆଁ ଲଗାଇ ଦେଇ ପାରୁଥିଲେ । ତାଙ୍କୁ ଜଣେ ସର୍ବକାଳୀନ ଶ୍ରେଷ୍ଠ ଗଣିତଜ୍ଞ ରୂପେ ଗଣନା କରାଯାଏ।
ଷ୍ଟ୍ରୋକ (ଇଂରାଜୀରେ ସ୍ଟ୍ରୋକ ବା ସେରେବ୍ରୋଭାସ୍କୁଲାର ଆକ୍ସିଡେଣ୍ଟ ସଂକ୍ଷେପରେ ସିଭିଏ, ବା ସେରେବ୍ରୋଭାସ୍କୁଲାର ଇନସଲଟ ସଂକ୍ଷେପରେ ସିଭିଆଇ ବା ବ୍ରେନ ଆଟାକ ଯଥାକ୍ରମେ Stroke, also known as cerebrovascular accident (CVA), cerebrovascular insult (CVI), or brain attack), ରୋଗ ହୁଏ ଯେତେବେଳେ ମସ୍ତିଷ୍କକୁ କ୍ଷୀଣ ରକ୍ତ ସରବରାହ ହୋଇ ତାହାର ଜୀବକୋଷ ନଷ୍ଟ ହୋଇଯାଏ । ସାଧାରଣତଃ ଦୁଇ ପ୍ରକାର ସ୍ଟ୍ରୋକ ହୁଏ ଯଥା ରକ୍ତସଞ୍ଚାଳନ ବିହୀନ ସ୍ଟ୍ରୋକ (brain ischemia) ଓ ହେମୋରେଜିକ ସ୍ଟ୍ରୋକ (intracranial hemorrhage) । ରକ୍ତ ସରବରାହ କମିଯିବା ଫଳରେ ମସ୍ତିଷ୍କର କାର୍ଯ୍ୟକାରୀତା ସଠିକ ଭାବରେ ସମ୍ପାଦିତ ହୁଏନାହିଁ । ଏହି ରୋଗର ଚିହ୍ନ ଓ ଲକ୍ଷଣ: ଶରୀରର ଗୋଟିଏ ପାଖର ପକ୍ଷାଘାତ କିମ୍ବା ଏକପାଖିଆ ଦୁର୍ବଳତା, ବୁଝିବା ଅକ୍ଷମତା, କଥା କହିବା ଅକ୍ଷମତା, ଭର୍ଟିଗୋ କିମ୍ବା ଦୃଶ୍ୟର ଗୋଟିଏ ପାଖ ଅନ୍ଧତ୍ୱ । ଅଧିକାଂଶ ସମୟରେ ସ୍ଟ୍ରୋକ ହେବା ସଙ୍ଗେ ସଙ୍ଗେ ଚିହ୍ନ ଓ ଲକ୍ଷଣ ପ୍ରକାଶ ପାଏ । ଏକ ବା ଦୁଇ ଘଣ୍ଟାରୁ କମ ସମୟ ଲକ୍ଷଣ ରହିଲେ ତାହାକୁ ଟ୍ରାଞ୍ଜିଏଣ୍ଟ ଇସକେମିକ ଆଟାକ (ଟିଟିଏ) ବା କ୍ଷଣସ୍ଥାୟୀ ରକ୍ତାଭାବ ଆକ୍ରମଣ କୁହାଯାଏ । ରକ୍ତସ୍ରାବ ସ୍ଟ୍ରୋକ ହେଲେ ଅତ୍ୟଧିକ ମୁଣ୍ଡ ବିନ୍ଧା ହୋଇଥାଏ । ସ୍ଟ୍ରୋକ ରୋଗ ଲକ୍ଷଣ ସ୍ଥାୟୀ ହୋଇପାରେ । ଦୀର୍ଘସ୍ଥାୟୀ ଜଟୀଳତା ମଧ୍ୟରେ ନିମୋନିଆ କିମ୍ବା ପରିସ୍ରା ନିୟନ୍ତ୍ରଣ ଅକ୍ଷମତା ଉଲ୍ଲେଖଯୋଗ୍ୟ । ଉଚ୍ଚ ରକ୍ତଚାପ ଏହି ରୋଗର ମୂଖ୍ୟ ସଙ୍କଟ କାରକ । ଅନ୍ୟାନ୍ୟ କାରକ ମଧ୍ୟରେ ଧୂମ୍ରପାନ, ମୋଟାପଣ, ଅତ୍ୟଧିକ ରକ୍ତ କୋଲେସ୍ଟେରଲ, ଡାଏବେଟିସ ମେଲିଟସ, ଟିଆଇଏ ଓ ଆଟ୍ରିଆଲ ଫିବ୍ରିଲେସନ । ରକ୍ତନଳୀର ସଙ୍କୋଚନ ହେତୁ ଇସକେମିକ ସ୍ଟ୍ରୋକ ହୁଏ । ମସ୍ତିଷ୍କରେ ବା ସବଆରାକନଏଡ ସ୍ପେସରେ ରକ୍ତସ୍ରାବ ହେଲେ ହେମୋରେଜିକ ବା ରକ୍ତସ୍ରାବ ସ୍ଟ୍ରୋକ ହୁଏ । ମସ୍ତିଷ୍କ ଆନିଉରିଜ୍ମ ଯୋଗୁ ରକ୍ରସ୍ରାବ ହୋଇପାରେ । ଶାରୀରିକ ପରୀକ୍ଷା ସହିତ ମେଡିକାଲ ଇମେଜିଙ୍ଗ ଯେପରିକି ସିଟି ସ୍କାନ ବା ଏମ.ଆର.ଆଇ. ସ୍କାନ କରି ରୋଗ ନିର୍ଣ୍ଣୟ କରାଯାଏ । ଅନ୍ୟାନ୍ୟ ପରୀକ୍ଷା ମଧ୍ୟରେ ଇଲେକ୍ଟ୍ରୋକାର୍ଡ଼ିଓଗ୍ରାମ (ଇସିଜି) ଓ ରକ୍ତ ପରୀକ୍ଷା କରି ସଙ୍କଟାବସ୍ଥା ଓ ଅନ୍ୟାନ୍ୟ ସମ୍ଭାବ୍ୟ ରୋଗ ନିରୂପଣ କରାଯାଏ । ନିମ୍ନ ରକ୍ତଶର୍କରା ଥିଲେ ସମାନ ଲକ୍ଷଣ ଦେଖାଯାଇପାରେ । ସଙ୍କଟଦାୟୀ ଅବସ୍ଥା ନିମନ୍ତେ ପ୍ରତିକାର ଆବଶ୍ୟକ ଯେପରିକି ଆସ୍ପିରିନ ଓ ସ୍ଟାଟିନ ବ୍ୟବହାର ଉପରେ ଅଙ୍କୁଶ; ମସ୍ତିଷ୍କର ରକ୍ରନଳୀ ସଙ୍କୋଚନ ହୋଇଥିଲେ ମସ୍ତିଷ୍କରେ ଅପରେଶନ କରି କ୍ୟାରୋଟିଡ ସଙ୍କୋଚନ ଦୂର କରାଯାଏ; ଆଟ୍ରିଆଲ ଫିବ୍ରିଲେସନ ଥିଲେ ୱାରଫାରିନ ନିୟନ୍ତ୍ରଣ କରିବା ଆବଶ୍ୟକ । ସ୍ଟ୍ରୋକ ରୋଗ ନିମନ୍ତେ ଆଶୁଚିକିତ୍ସା ଆବଶ୍ୟକ ହୁଏ । ଇସ୍କେମିକ ସ୍ଟ୍ରୋକ ରୋଗ ୩ରୁ ୪ଘଣ୍ଟା ମଧ୍ୟରେ ଜଣାପଡ଼ିଲେ ଜମାଟ ରକ୍ତ ଭାଙ୍ଗିବା ନିମନ୍ତେ ଔଷଧ ଦେଇ ଚିକିତ୍ସା କରାଯାଏ । ଏଥିରେ ଆସ୍ପିରିନ ବ୍ୟବହାର କରାଯାଏ । ଅପରେଶନ କରି କେତେକ ରକ୍ରସ୍ରାବ ସ୍ଟ୍ରୋକରେ ଉପକାର ମିଳେ । ନଷ୍ଟ କାର୍ଯ୍ୟକ୍ଷମତାକୁ ପୁନରୁଦ୍ଧାର ନିମନ୍ତେ ସ୍ୱତନ୍ତ୍ର ସ୍ଟ୍ରୋକ ୟୁନିଟ ଆବଶ୍ୟକ ଯାହା ପୃଥିବୀର ସବୁ ସ୍ଥାନରେ ଉପଲବ୍ଧ ହୁଏ ନାହିଁ । ଉଚ୍ଚ ରକ୍ତଚାପ ଏହି ରୋଗର ମୂଖ୍ୟ ସଙ୍କଟ କାରକ । ଅନ୍ୟାନ୍ୟ କାରକ ମଧ୍ୟରେ ଧୂମ୍ରପାନ, ମୋଟାପଣ, ଅତ୍ୟଧିକ ରକ୍ତ କୋଲେସ୍ଟେରଲ, ଡାଏବେଟିସ ମେଲିଟସ, ଟିଆଇଏ ଓ ଆଟ୍ରିଆଲ ଫିବ୍ରିଲେସନ । ରକ୍ତନଳୀର ସଙ୍କୋଚନ ହେତୁ ଇସକେମିକ ସ୍ଟ୍ରୋକ ହୁଏ । ମସ୍ତିଷ୍କରେ ବା ସବଆରାକନଏଡ ସ୍ପେସରେ ରକ୍ତସ୍ରାବ ହେଲେ ହେମୋରେଜିକ ବା ରକ୍ତସ୍ରାବ ସ୍ଟ୍ରୋକ ହୁଏ । ମସ୍ତିଷ୍କ ଆନିଉରିଜ୍ମ ଯୋଗୁ ରକ୍ରସ୍ରାବ ହୋଇପାରେ । ଶାରୀରିକ ପରୀକ୍ଷା ସହିତ ମେଡିକାଲ ଇମେଜିଙ୍ଗ ଯେପରିକି ସିଟି ସ୍କାନ ବା ଏମ.ଆର.ଆଇ.
ଆପଲ ଇନକର୍ପୋରେଟେଡ ଏକ ଆମେରିକୀୟ ବହୁରାଷ୍ଟ୍ରୀୟ ଟେକ୍ନୋଲୋଜି କମ୍ପାନୀ ଓ ଏହାର ମୁଖ୍ୟାଳୟ କାଲିଫର୍ଣ୍ଣିଆର କୁପରଟିନୋରେ ରହିଛି । ମାର୍ଚ୍ଚ ୨୦୨୩ ସୁଦ୍ଧା, ଆପଲ ବଜାର ପୁଞ୍ଜି ଦୃଷ୍ଟିରୁ ବିଶ୍ୱର ସର୍ବବୃହତ କମ୍ପାନୀ,[୬] ଏବଂ ୨୦୨୨ ରାଜସ୍ୱ ସୁଦ୍ଧା ୩୯୪.୩ ବିଲିୟନ ଆମେରିକୀୟ ଡଲାର ଥିବା ସର୍ବବୃହତ ଟେକ୍ନୋଲୋଜି କମ୍ପାନୀ । ଜୁନ୍ ୨୦୨୨ ସୁଦ୍ଧା, ଆପଲ ୟୁନିଟ୍ ବିକ୍ରି ଦୃଷ୍ଟିରୁ ଚତୁର୍ଥ ବୃହତ୍ତମ ବ୍ୟକ୍ତିଗତ କମ୍ପ୍ୟୁଟର ବିକ୍ରେତା; ରାଜସ୍ୱ ଦୃଷ୍ଟିରୁ ସବୁଠାରୁ ବଡ଼ ଉତ୍ପାଦନକାରୀ କମ୍ପାନୀ; ଏବଂ ବିଶ୍ୱର ଦ୍ୱିତୀୟ ବୃହତ୍ତମ ମୋବାଇଲ ଫୋନ ନିର୍ମାତା । ଆଲଫାବେଟ୍ (ଗୁଗଲର ମୂଳ କମ୍ପାନୀ), ଆମାଜନ, ମେଟା ପ୍ଲାଟଫର୍ମଏବଂ ମାଇକ୍ରୋସଫ୍ଟ ସହିତ ଏହାକୁ ବିଗ୍ ଫାଇଭ୍ ଆମେରିକୀୟ ସୂଚନା ପ୍ରଯୁକ୍ତି ବିଦ୍ୟା କମ୍ପାନୀ ମଧ୍ୟରୁ ଅନ୍ୟତମ ବୋଲି ବିବେଚନା କରାଯାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ସମ୍ବାଦ ଅନୁଗୋଳ, କଟକ, ବାଲେଶ୍ୱର, ଜୟପୁର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ୱର ଓ ସମ୍ବଲପୁରରୁ ଏକ ସଙ୍ଗେ ପ୍ରକାଶିତ ହେଉଥିବା ଏକ ଦୈନିକ ଓଡ଼ିଆ ଖବରକାଗଜ । ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ପ୍ରତିଷ୍ଠାତା ତଥା ମୁଖ୍ୟ ସମ୍ପାଦକ ଅଟନ୍ତି । ଏହା ୪ ଅକ୍ଟୋବର ୧୯୮୪ ମସିହାରୁ ପ୍ରକାଶିତ ହୋଇଆସୁଅଛି । ସୁରେନ୍ଦ୍ର ମହାନ୍ତି ଥିଲେ ଏହି ଖବରକାଗଜର ପ୍ରଥମ ସମ୍ପାଦକ । 'ଅଫସେଟ ପ୍ରିଣ୍ଟିଙ୍ଗ',ଦ୍ୱାରା ସମ୍ବାଦ ଖବରକାଗଜ ଦୁନିଆରେ ଏକ ଯୁଗାନ୍ତକାରୀ ପରିବର୍ତ୍ତନ ଆଣିଥିଲା । ଏହା ବ୍ୟତିତ ସମ୍ବାଦ ଓଡ଼ିଶାରେ ପ୍ରଥମକରି ସ୍ୱତନ୍ତ୍ର ସମ୍ପାଦକୀୟ ପୃଷ୍ଠା, ଖେଳ ପୃଷ୍ଠା, ସାପ୍ତାହିକ ପତ୍ରିକା ଇତ୍ୟାଦି ଆରମ୍ଭ କରିଥିଲା ।
ବାଲିଯାତ୍ରା (ଡ଼ଙ୍ଗାଭସା ବା ବୋଇତ ବନ୍ଦାଣ ନାମରେ ମଧ୍ୟ ଜଣା)ଏକ ଓଡ଼ିଆ ପର୍ବ । ବାଲିଯାତ୍ରା ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟର ଯାତ୍ରା । ବାଲିଯାତ୍ରା ଏପରି ଏକ ଗଣମହୋତ୍ସବ ଯାହା ଓଡ୍ର, କଳିଙ୍ଗ, ଉତ୍କଳ, ତୋଷାଳୀ, କଙ୍ଗୋଦ ଓ କୋଶଳର ସମନ୍ୱୟଭିତ୍ତିକ ଯାତ୍ରା । ଆଧୁନିକ ଓଡ଼ିଶା ଉପରୋକ୍ତ ରାଷ୍ଟ୍ରଗୁଡିକର ପରିବର୍ତ୍ତିତ ରୂପ । ଏହି ଯାତ୍ରା (ଅକ୍ଟୋବର-ନଭେମ୍ବର) କାର୍ତ୍ତିକ ମାସର ପୂର୍ଣ୍ଣିମାଠାରୁ ଆରମ୍ଭ ହୋଇଥାଏ । ଆଗ କାଳରେ ସାଧବପୁଅମାନେ ନିଜ ବୋଇତରେ ଜାଭା, ବାଲି, ସୁମାତ୍ରା,ବୋର୍ଣ୍ଣିଓ (ଏବେକାର ଇଣ୍ଡୋନେସିଆ) ଆଦି ସ୍ଥାନକୁ ବେପାର ବଣିଜ କରିବାକୁ ଯାଉଥିଲେ ଯାହାର ସ୍ମୃତିରେ ଉପକୂଳ ଅଞ୍ଚଳମାନଙ୍କରେ ବାଲିଯାତ୍ରାର ଆୟୋଜନ କରାଯାଇଥାଏ ।
ଅପରେଟିଙ୍ଗ ସିଷ୍ଟମ କମ୍ପ୍ୟୁଟରର ବିଭିନ୍ନ ରିସୋର୍ସ ଯେପରିକି ମେମୋରୀ, ସି.ପି.ଇଉ., ଅନ୍ୟାନ୍ୟ ହାର୍ଡୱେର ଇତ୍ୟାଦିଙ୍କୁ ସଠିକ ଭାବେ ପରିଚାଳନା କରି ଏକ କମ୍ପ୍ୟୁଟରକୁ ସମ୍ପୂର୍ଣଭାବେ କାର୍ଯ୍ୟକାରୀ କରିବାରେ ସାହାଯ୍ୟକରେ । ଏହା ବିଭିନ୍ନ ପ୍ରୋଗ୍ରାମ, ହାର୍ଡୱେର ମଧ୍ୟରେ ତାଳ ମେଳ ରକ୍ଷା କରି ସେମାନଙ୍କୁ ଆବଶ୍ୟକୀୟ ରିସୋର୍ସ ପ୍ରଦାନ କରେ, ଯାହାଦ୍ୱାରା କମ୍ପ୍ୟୁଟରଟି ସୁରୁଖୁରରେ କାର୍ଯ୍ୟ କରିପାରେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଗୋପାଳ ଛୋଟରାୟ (୨୦ ଅପ୍ରେଲ ୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ସମ୍ମାନିତ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ମାଇକେଲ ଫାରାଡ଼େ, ଇଂରେଜ ପଦାର୍ଥ ବିଜ୍ଞାନୀ ଏବଂ ରସାୟନବିଦ ଥିଲେ । ସେ ବିଦ୍ୟୁତ୍ ସ୍ରୋତର ଚୁମ୍ବକୀୟ ପ୍ରଭାବ ଆବିଷ୍କାର କରିଥିଲେ । ସେ ବିଦ୍ୟୁତ୍-ଚୁମ୍ବକୀୟ ପ୍ରେରଣର ଗବେଷଣା କରି ତାକୁ ନିୟମଭୁକ୍ତ କରିଥିଲେ । ଏହାଦ୍ୱାରା ଡାଇନାମୋ ଏବଂ ବିଦ୍ୟୁତ୍ ମୋଟରର ନିର୍ମାଣ ହୋଇଥିଲା । ପରେ 'ଗସ' (Gauss) ଙ୍କର ବିଦ୍ୟୁତ-ଚୁମ୍ବକତ୍ୱର ଚାରି ସମୀକରଣରେ ଫାରାଡ଼େଙ୍କର ଏହି ନିୟମ ମଧ୍ୟ ମିଶିଲା । ଫାରାଡ଼େ ବିଦ୍ୟୁତ୍ ରସାୟନ ଉପରେ ମଧ୍ୟ ଅନେକ ଗବେଷଣା କରିଥିଲେ ଏବଂ ଦୁଇଟି ନିୟମ ମଧ୍ୟ ଦେଇଥିଲେ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଭରତନାଟ୍ୟମ ଅନ୍ୟନାମ ସାଦିର, ତାମିଲନାଡୁରେ ଉତ୍ପନ୍ନ ଭାରତୀୟ ଶାସ୍ତ୍ରୀୟ ନୃତ୍ୟର ଏକ ପ୍ରମୁଖ ଶୈଳୀ ଅଟେ । ପରମ୍ପରାଗତ ରୂପେ ଭରତନାଟ୍ୟମ ନୃତ୍ୟ ବିଶେଷତଃ ମହିଳା ମାନଙ୍କଦ୍ୱାରା କରାଯାଇଥାଏ । ଏବଂ ହିନ୍ଦୁ ଧର୍ମକୁ ଧାର୍ମିକ ବିଷୟ ଏବଂ ଆଧ୍ୟାତ୍ମିକ ବିଚାରକୁ ବିଶେଷ ରୂପେ ଶୈବ ବାଦ, ବୈଷ୍ଣବ ବାଦ ଏବଂ ଶକ୍ତି ବାଦରେ ବ୍ୟକ୍ତ କରାଯାଇଥିଲାଭରତନାଟ୍ୟମର ସିଦ୍ଧାନ୍ତର ମୂଳ ପ୍ରାଚୀନ ସଂସ୍କୃତ ପାଠକ "ଭରତ ମୁନୀ", "ନାଟ୍ୟଶାସ୍ତ୍ର"ର ଅନୁସନ୍ଧାନ କରିଥାଏ ଦ୍ୱିତୀୟ ଶତାବ୍ଦୀ ସୀଈଦ୍ୱାରା ଏହାର ଅସ୍ତିତ୍ୱ ପ୍ରାଚୀନ ତାମିଲ ମହାକାବ୍ୟ "ସିଲପ୍ପଟିକାରମ"ରେ ବର୍ଣ୍ଣିତ ହୋଇଛି, ଏମିତି କି 6 ବିଂରୁ 9 ବିଂ ଶତାବ୍ଦୀର ମନ୍ଦିର ମୂର୍ତ୍ତିଗୁଡ଼ିକ ଏହା ସୂଚିତ କରାଏ କି, ଏହା ମଧ୍ୟ ଏକ ସହସ୍ତ୍ରାବ୍ଦୀ ସୀଈଦ୍ୱାରା ଭଲରୂପେ ପରିସ୍କୃତ ପ୍ରଦର୍ଶନ କଳା ଥିଲା । ଭରତନାଟ୍ୟମ ଭାରତର ସବୁଠାରୁ ପୁରୁଣା ଶାସ୍ତ୍ରୀୟ ନୃତ୍ୟ ପରମ୍ପରା ଅଟେ ।
କୋଟ୍ଟୁ ରୁଟି (ତାମିଲ: கொத்து ரொட்டி; ସିଂହଳ: කොත්තු රොටි), ଶ୍ରୀଲଙ୍କାର ଏକ ମୁଖ୍ୟ ଖାଦ୍ୟ ଯାହାକି କଟା ରୁଟି, ଭଜା ଅଣ୍ଡା, ପିଆଜ ଏବଂ ଲଙ୍କା ସହିତ ମାଂସ ତରକାରୀ (ଯଥା- ଗୋମାଂସ, ମଟନ୍, ଚିକେନ୍ ଓ ସାମୁଦ୍ରିକ ଖାଦ୍ୟ ଇତ୍ୟାଦି) ଅନ୍ତର୍ଭୁକ୍ତ ଥାଏ । ଏହି ବ୍ୟଞ୍ଜନର ଅନ୍ୟ ଏକ ରୂପ ଭାରତୀୟ ରାଜ୍ୟ ତାମିଲନାଡୁ ଏବଂ କେରଳରେ କୋଠୁ ପରଟା (ତାମିଲ: கொத்து பரோட்டா; ମାଲାୟଲମ: കൊത്തു പൊറോട്ട) ନାମରେ ଜଣାଶୁଣା । ଏହି ଖାଦ୍ୟକୁ ରୁଟି ବଦଳରେ ପରଟାକୁ ବ୍ୟବହାର କରାଯାଏ । ଆନ୍ତର୍ଜାତୀୟ ସ୍ତରରେ ଶ୍ରୀଲଙ୍କାର ବିଦେଶୀ ଜନସଂଖ୍ୟା ଥିବା ଅଞ୍ଚଳରେ କୋଟ୍ଟୁ ରୁଟି ମିଳିଥାଏ ।