ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଏକ ଇଣ୍ଡୋ-ଆର୍ଯ୍ୟ ଭାରତୀୟ ଭାଷା । ଏହା ଭାରତର ଓଡ଼ିଶାରେ ସର୍ବାଧିକ ବ୍ୟବହୃତ ଓ ମୁଖ୍ୟ ସ୍ଥାନୀୟ ଭାଷା ଏବଂ ୯୧.୮୫% ଲୋକଙ୍କଦ୍ୱାରା କଥିତ । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଭୀମରାଓ ରାମଜୀ ଆମ୍ବେଦକର (୧୪ ଏପ୍ରିଲ ୧୮୯୧ - ୬ ଡିସେମ୍ବର ୧୯୫୬) ଜଣେ ଭାରତୀୟ ଆଇନଜୀବୀ, ଅର୍ଥନୀତିଜ୍ଞ, ସମାଜ ସଂସ୍କାରକ ଏବଂ ରାଜନୈତିକ ନେତା ଥିଲେ ଯିଏ ସମ୍ବିଧାନ ସଭା ବିତର୍କରୁ ଭାରତର ସମ୍ବିଧାନ ପ୍ରସ୍ତୁତ କରୁଥିବା କମିଟିର ନେତୃତ୍ୱ ନେଇଥିଲେ, ଜବାହରଲାଲ ନେହେରୁଙ୍କ ପ୍ରଥମ କ୍ୟାବିନେଟରେ ଆଇନ ଏବଂ ନ୍ୟାୟ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ହିନ୍ଦୁ ଧର୍ମ ତ୍ୟାଗ କରିବା ପରେ ଦଳିତ ବୌଦ୍ଧ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ ।
ମକର ସଂକ୍ରାନ୍ତି ଏକ ସର୍ବ ଭାରତୀୟ ପର୍ବ । ଏହି ପର୍ବକୁ ସମସ୍ତେ ଉତ୍ସାହର ସହିତ ପାଳନ କରନ୍ତି । ଭାରତ ବାହାରେ ରୋମାନ ଓ ଇହୁଦୀମାନେ ମଧ୍ୟ ଏହିପର୍ବ ପାଳନ କରନ୍ତି । ଭାରତର ବିଭିନ୍ନ ଅଞ୍ଚଳ ଅପେକ୍ଷା ଦକ୍ଷିଣ ଭାରତରେ ଏହା ସବୁଠାରୁ ବଡ଼ ପର୍ବ । ଦକ୍ଷିଣରେ ଏହାକୁ ପୋଙ୍ଗଲ ବୋଲି କହନ୍ତି । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ସୌର ଗଣନା ଅନୁସାରେ ମକର ସଂକ୍ରାନ୍ତିକୁ ମକର ମାସର ପ୍ରଥମ ଦିନ ହିସାବରେ ଗ୍ରହଣ କରାଯାଏ । ସଂକ୍ରାନ୍ତି ହେଉଛି ସୂର୍ଯ୍ୟଙ୍କର ସଂକ୍ରମଣ ବା ଗୋଟିଏ ରାଶିରୁ ଅନ୍ୟ ରାଶିକୁ ଚଳନ କରିବାର ଦିନ । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଧନୁ ରାଶିରୁ ମକର ରାଶିକୁ କ୍ରମଶଃ ଗମନ କରନ୍ତି । ଏହି ଦିନଠାରୁ ସୂର୍ଯଙ୍କର ଉତ୍ତରାୟଣ ଗତି ଆରମ୍ଭ ହୋଇଥାଏ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଭୁଟାନ ଦକ୍ଷିଣ ଏସିଆ ମହାଦେଶର ଭୁ-ପରିବେଷ୍ଟିତ ଏକ ଦେଶ। ଏହା ହିମାଳୟର ପୂର୍ବ ପାର୍ଶ୍ୱରେ ଅବସ୍ଥିତ।ଏହାର ଉତ୍ତରକୁ ଚୀନର ସ୍ୱାୟତ୍ତ ଅଞ୍ଚଳ ତିବେତ,ଭାରତର ସିକ୍କିମ ରାଜ୍ୟ,ପଶ୍ଚିମକୁ ତିବେତ୍ର ଚୁମ୍ବି,ପୂର୍ବକୁ ଭାରତର ଅରୁଣାଞ୍ଚଳ ପ୍ରଦେଶ ଓ ଦକ୍ଷିଣକୁ ଭାରତର ଆସାମ ଘେରି ରହିଛି। ଭୂଟାନ ଦକ୍ଷିଣ ଏସିଆରେ ଅବସ୍ଥିତ ଓ ମାଲଦିଭେସ ପରେ ଏହା ଦ୍ୱିତୀୟ ଅଳ୍ପ ଜନାକୀର୍ଣ୍ଣ ଦେଶ।ଥିମ୍ପୁ ଏହାର ରାଜ୍ୟ ଓ ବୃହତ୍ତମ ସହର ଅଟେ ଯେଉଁଠାରେକି ଫୁଣ୍ଟସୋଲିଙ୍ଗ ଏହାର ଅର୍ଥନୈତିକ କ୍ଷେତ୍ର। ଏହା ତା'ର ଇତିହାସରେ କେବେ ମଧ୍ୟ ଉପନିବେଶ ସ୍ଥାପନ କରିପାରିନାହିଁ। ଭୁଟାନ ଶବ୍ଦ ସଂସ୍କୃତ ଶବ୍ଦ "ଭୁ-ଉଥାନ"ରୁ ଉତ୍ପନ୍ନ ହୋଇଛି ଯାହାର ଅର୍ଥ ହେଉଛି "ଉଚ୍ଚ ଭୂମି"।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
କୁମ୍ଭ ମେଳା, ହିନ୍ଦୁ ଧର୍ମର ପରମ୍ପରା ଓ ସଂସ୍କୃତିରେ ଏକ ମହାମେଳା ବା ମହାପର୍ବ । ଏହା ଭାରତ ଉପଖଣ୍ଡର ତ୍ରିବେଣୀ ସଙ୍ଗମଠାରେ ଆୟୋଜିତ ହୁଏ । ୧୨ ବର୍ଷରେ ଥରେ ହୁଏ କୁମ୍ଭ ମେଳା ଓ ପ୍ରତିତିନି ବର୍ଷରେ ଅଲଗା ଅଲଗା ସ୍ଥାନ ହରିଦ୍ୱାର, ପ୍ରୟାଗ, ଉଜ୍ଜୟିନୀ ଓ ନାଶିକରେ ଅନୁଷ୍ଠିତ ହୁଏ । ଗଙ୍ଗା-ଯମୁନା-ସରସ୍ୱତୀର ସଙ୍ଗମସ୍ଥଳରେ ମହାକୁମ୍ଭମେଳା ସମୟରେ ଲକ୍ଷ ଲକ୍ଷ ସାଧୁସନ୍ଥ ତଥା ହିନ୍ଦୁ ଶ୍ରଦ୍ଧାଳୁ ସ୍ନାନ କରି ପୂଣ୍ୟ ଅର୍ଜନ କରନ୍ତି ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି।
ବାଲିଯାତ୍ରା (ଡ଼ଙ୍ଗାଭସା ବା ବୋଇତ ବନ୍ଦାଣ ନାମରେ ମଧ୍ୟ ଜଣା)ଏକ ଓଡ଼ିଆ ପର୍ବ । ବାଲିଯାତ୍ରା ଓଡ଼ିଶାର ଗୌରବପୂର୍ଣ୍ଣ ଐତିହ୍ୟର ଯାତ୍ରା । ବାଲିଯାତ୍ରା ଏପରି ଏକ ଗଣମହୋତ୍ସବ ଯାହା ଓଡ୍ର, କଳିଙ୍ଗ, ଉତ୍କଳ, ତୋଷାଳୀ, କଙ୍ଗୋଦ ଓ କୋଶଳର ସମନ୍ୱୟଭିତ୍ତିକ ଯାତ୍ରା । ଆଧୁନିକ ଓଡ଼ିଶା ଉପରୋକ୍ତ ରାଷ୍ଟ୍ରଗୁଡିକର ପରିବର୍ତ୍ତିତ ରୂପ । ଏହି ଯାତ୍ରା (ଅକ୍ଟୋବର-ନଭେମ୍ବର) କାର୍ତ୍ତିକ ମାସର ପୂର୍ଣ୍ଣିମାଠାରୁ ଆରମ୍ଭ ହୋଇଥାଏ । ଆଗ କାଳରେ ସାଧବପୁଅମାନେ ନିଜ ବୋଇତରେ ଜାଭା, ବାଲି, ସୁମାତ୍ରା,ବୋର୍ଣ୍ଣିଓ (ଏବେକାର ଇଣ୍ଡୋନେସିଆ) ଆଦି ସ୍ଥାନକୁ ବେପାର ବଣିଜ କରିବାକୁ ଯାଉଥିଲେ ଯାହାର ସ୍ମୃତିରେ ଉପକୂଳ ଅଞ୍ଚଳମାନଙ୍କରେ ବାଲିଯାତ୍ରାର ଆୟୋଜନ କରାଯାଇଥାଏ ।
ଓଡ଼ିଶା ସରକାରଙ୍କ ଯୋଜନାସବୁର ତାଲିକା
ଭାରତରେ ଓଡ଼ିଶା ସରକାର ରାଜ୍ୟବାସୀଙ୍କ ପାଇଁ ସମୟ ସମୟରେ ବିଭିନ୍ନ କାର୍ଯ୍ୟକ୍ରମ ପ୍ରସ୍ତୁତ କରିଛନ୍ତି ଯାହାକୁ ଆମେ ସ୍କିମ୍ (ଯୋଜନା) ବୋଲି କହିଥାଉ । ନିମ୍ନରେ ସରକାରୀ ଯୋଜନାର ତାଲିକା ଗୁଡ଼ିକୁ ଉଲ୍ଲେଖ କରାଯାଇଛି । ଉପସ୍ଥିତ ତାଲିକାରେ ଜାତୀୟ ଯୋଜନାଗୁଡିକର ରାଜ୍ୟ କାର୍ଯ୍ୟକାରିତା (ଯଥା: ଜାତୀୟ ପୁଷ୍ଟିକର ମିଶନ୍; ମହିଳା ଏବଂ ଶିଶୁ ବିକାଶ ମନ୍ତ୍ରଣାଳୟ; ବାଲ୍ୟ ବିବାହ ନିଷେଧ ଆଇନ, ୨୦୦୬; ସମନ୍ୱିତ ଶିଶୁ ବିକାଶ ସେବା) ମଧ୍ୟ ଅନ୍ତର୍ଭୂକ୍ତ କରାଯାଇଛି ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
କଦଳୀ ହେଉଛି ଏକ ଲମ୍ବାଳିଆ ଖଦ୍ଯୋପଯୋଗୀ ଫଳ, ଉଦ୍ଭିଦବିଜ୍ଞାନ ଅନୁସାରେ ଏକ କୋଳି । ଏଗୁଡିକ ମୁସା ପ୍ରଜାତିର ବଡ଼ବଡ଼ ଗୁଳ୍ମଜାତୀୟ ଉଦ୍ଭିଦମାନଙ୍କର ଫଳ । ଫଳଟି ବିଭିନ୍ନ ରଙ୍ଗ ଏବଂ ଆକାରର କିନ୍ତୁ ସାଧାରଣତଃ ଲମ୍ବା, ବଙ୍କା ଏବଂ ଶର୍କରାରେ ପୂର୍ଣ୍ଣ ମାଂସ ଯୁକ୍ତ ହୋଇଥାଏ, ଯାହା ଏକ ସବୁଜ କିମ୍ବା ହଳଦିଆ ଚୋପାଦ୍ୱାରା ଘୋଡାଇ ହୋଇ ରହିଥାଏ । କଦଳୀ, ଗଛର ଉପରପଟୁ ଏକତ୍ର ଫଳିଥାଏ । ବର୍ତ୍ତମାନର ପ୍ରାୟ ସମସ୍ତ ମଞ୍ଜି-ବିହୀନ କଦଳୀ ଦୁଇଟି ବନ୍ଯ ପ୍ରଜାତିଠାରୁ ଆସିଥାଏ - ମୁସା ଆକୁମିନାଟା, ଏବଂ ମୁସା ବାଲ୍ୱିସିଆନା।
ନିଗମାନନ୍ଦ ପରମହଂସ (୧୮୮୦ − ୧୯୩୫) ଜଣେ ଭାରତୀୟ ସାଧକ ଓ ଆଧ୍ୟାତ୍ମିକ ଗୁରୁ ଥିଲେ । ସେ ଭାରତର ପଶ୍ଚିମ ବଙ୍ଗ ରାଜ୍ୟର ନଦିଆ ଜିଲ୍ଲାର କୁତବପୁର ଗ୍ରାମର ଗୋଟିଏ ବ୍ରାହ୍ମଣ ପରିବାରରେ ୧୨୮୭ ସାଲ (୧୮ ଅଗଷ୍ଟ ୧୮୮୦) ଝୁଲଣ ପୂର୍ଣିମା ତିଥି ରେ, ଜନ୍ମଗ୍ରହଣ କରିଥିଲେ । ଭାରତର ସେ ଜଣେ ଅସାଧାରଣ ଶକ୍ତି ସମ୍ପନ୍ନ ସଦଗୁରୁ ଥିଲେ । ସନ୍ୟାସୀ ଗ୍ରହଣ ପରେ ପରମହଂସ ଶ୍ରୀ ମଦ୍ ସ୍ୱାମୀ ନିଗମାନନ୍ଦ ସରସ୍ୱତୀ ଦେବ ନାମରେ ବିଖ୍ୟାତ ହେଲେ । ବିଶ୍ୱାସ ଯୋଗ୍ୟ ଯେ,ଏହି ମହାତ୍ମା ତନ୍ତ୍ର, ଯୋଗ, ଜ୍ଞାନ ଓ ପ୍ରେମ ଚତୁର୍ବିଧ ସାଧନାରେ ସିଦ୍ଧହୋଇ ନିର୍ବିକଳ୍ପ ଭୂମିରୁ ଗୁରୁ ରୂପେ ଅବତୀର୍ଣ୍ଣ ହୋଇଥିଲେ । ଠାକୁର ନିଗମାନନ୍ଦ ନିର୍ବିକଳ୍ପ ଭୂମିରୁ ଫେରି ଗୁରୁ ଭାବ ଘେନି ଲୋକାଳୟକୁ ଆସିବା ପରେ ସମାଜର ଦୁର୍ଗତି ସନ୍ଦର୍ଶନ ଓ ଉପଲବ୍ଧି କରି ଏହାକୁ ଦୃଢ଼ ଓ ପ୍ରାଣବନ୍ତ କରିବା ଉଦ୍ଦେଶ୍ୟରେ ସେ ବ୍ରହ୍ମଚର୍ଯ୍ୟ ସାଧନ, ଯୋଗୀ ଗୁରୁ , ତାନ୍ତ୍ରିକ ଗୁରୁ, ଜ୍ଞାନୀଗୁରୁ ଓ ପ୍ରେମିକଗୁରୁ ଗ୍ରନ୍ଥମାନ ବଙ୍ଗଳା ଭାଷାରେ ପ୍ରଣୟନ କରିଥିଲେ । ପରବର୍ତ୍ତୀ ସମୟରେ ଏହି ଗ୍ରନ୍ଥମାନର ଓଡ଼ିଆ ଭାଷାନ୍ତର ଦୁର୍ଗାଚରଣ ମହାନ୍ତିଙ୍କଦ୍ୱାରା ସମ୍ଭବପର ହୋଇ ପାରିଥିଲା ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ରାମକୃଷ୍ଣ ପରମହଂସ(ବଙ୍ଗଳା: রামকৃষ্ণ পরমহংস) (୧୮ ଫେବୃଆରୀ,୧୮୩୬-୧୬ ଅଗଷ୍ଟ,୧୮୮୬) ପୂର୍ବନାମ ଗଦାଧର ଚଟ୍ଟୋପାଧ୍ୟାୟ । ଉନବିଂଶ ଶତାବ୍ଦୀର ବିଖ୍ୟାତ ଯୋଗୀ,ଦାର୍ଶନିକ ଓ ହିନ୍ଦୁ ଧର୍ମଗୁରୁ । ତାଙ୍କ ପ୍ରଚାରିତ ଧର୍ମୀୟ ଚିନ୍ତାଧାରାରେ ରାମକୃଷ୍ଣ ମିଶନର ପ୍ରତିଷ୍ଠା କରିଥିଲେ ତାଙ୍କର ପ୍ରଧାନ ଶିଷ୍ୟ ସ୍ୱାମୀ ବିବେକାନନ୍ଦ । ଉନବିଂଶ ଶତାବ୍ଦୀର ହିନ୍ଦୁ ନବଜାଗରଣରେ ଉଭୟଙ୍କର ଦାନ ଅତୁଳନୀୟ ।
ଉପାଟିସା ଅଟାପାଟ୍ଟୁ ବନ୍ଦରନାଇକେ ୱାସାଲା ମୁଦିୟାନସେ ରାଲାହାମିଲେଜ୍ ଶିରାନୀ ଅଂସୁମାଲା ବନ୍ଦରନାଇକେ (ଶିରାନୀ ବନ୍ଦରନାଇକେ ନାମରେ ଜଣାଶୁଣା; ଏପ୍ରିଲ ୧୯୫୮ରେ ଜନ୍ମ ହୋଇଥିଲେ) ଶ୍ରୀଲଙ୍କା ଉଚ୍ଚତମ ନ୍ୟାୟାଳୟର ୪୩ତମ ପ୍ରଧାନ ବିଚାରପତି ଭାବରେ କାର୍ଯ୍ୟ କରିଥିଲେ । ଯଦିଓ ଜଣେ ଯୋଗ୍ୟ ଓକିଲ, ସେ କେବେବି ଜଣେ ପେଷାଦାର ଓକିଲ ଭାବେ କାର୍ଯ୍ୟ କରିନାହାଁନ୍ତି । ବିଶ୍ୱବିଦ୍ୟାଳୟ ଶିକ୍ଷା ସମାପ୍ତ ପରେ ବନ୍ଦରନାଇକେ କଲମ୍ବୋ ବିଶ୍ୱବିଦ୍ୟାଳୟରେ ସହକାରୀ ପ୍ରଫେସର ତଥା କଲମ୍ବୋ ବିଶ୍ୱବିଦ୍ୟାଳୟର ଆଇନ ବିଭାଗର ଡିନ୍ ସମେତ ଅନେକ ବରିଷ୍ଠ ପଦବୀରେ ଅବସ୍ଥାପିତ ହୋଇଥିଲେ । ପ୍ରଥମ କରି ସେ ୧୯୯୬ରେ ଶ୍ରୀଲଙ୍କାର ସର୍ବୋଚ୍ଚ ନ୍ୟାୟାଳୟରେ ବିଚାରପତି ଭାବେ ନିଯୁକ୍ତ ହୋଇଥିଲେ ଏବଂ ଶ୍ରୀଲଙ୍କା ସୁପ୍ରିମକୋର୍ଟର ପ୍ରଥମ ମହିଳା ବିଚାରପତି ଥିଲେ । ଅଶୋକା ଡି ସିଲଭାଙ୍କ ବାଧ୍ୟତାମୂଳକ ଅବସର ପରେ ମଇ ୨୦୧୧ରେ ବନ୍ଦରନାଇକେ ଶ୍ରୀଲଙ୍କା ସର୍ବୋଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ଭାବରେ ନିଯୁକ୍ତ ହୋଇଥିଲେ । ସଂସଦଦ୍ୱାରା ବନ୍ଦରନାଇକେ ଏକ ମହାଭିଯୋଗର ସମ୍ମୁଖୀନ ହୋଇଥିଲେ ଏବଂ ପରେ ଜାନୁୟାରୀ ୨୦୧୩ରେ ମହାଭିଯୋଗ ପାରିତ ହେବାପରେ ତତକାଳୀନ ରାଷ୍ଟ୍ରପତି ମହିନ୍ଦା ରାଜପାକ୍ସେଙ୍କଦ୍ୱାରା ତାଙ୍କୁ ପଦରୁ ହଟାଇ ଦିଆଯାଇଥିଲା । କିନ୍ତୁ ୨୮ ଜାନୁୟାରୀ ୨୦୧୫ରେ ବନ୍ଦରନାଇକେଙ୍କ ବିରୁଦ୍ଧରେ ପାରିତ ହୋଇଥିବା ମହାଭିଯୋଗ ବେଆଇନ ଦର୍ଶାଇ ଶ୍ରୀଲଙ୍କା ରାଷ୍ଟ୍ରପତି ମୈଥ୍ରୀପାଲା ଶିରିସେନା ବନ୍ଦରନାଇକେଙ୍କୁ ଶ୍ରୀଲଙ୍କାର ୪୩ତମ ମୁଖ୍ୟ ବିଚାରପତି ଭାବେ ପୁନଃ ଅବସ୍ଥାପିତ କରିଥିଲେ । ତେବେ ସେ ୨୯ ଜାନୁୟାରୀ ୨୦୧୫ରେ ଶ୍ରୀଲଙ୍କାରେ ଏକ ମୁକ୍ତ ଏବଂ ନିରପେକ୍ଷ ନ୍ୟାୟପାଳିକା ପାଇଁ ସମର୍ଥନ ଦାବି କରି ପୁନଃନିଯୁକ୍ତିର ଗୋଟିଏ ଦିନ ପରେ ସେ ଏହି ପଦରୁ ଅବସର ନେଇଥିଲେ ।
କବିସୂର୍ଯ୍ୟ ବଳଦେବ ରଥ (୧୭୮୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୮୯ ମସିହାରେ ଗଞ୍ଜାମ ଜିଲ୍ଲା ବଡ଼ଖେମୁଣ୍ଡି ରାଜ୍ୟର ବିଜୟନଗ୍ରଗଡ଼ରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଚନ୍ଦ୍ରପକ୍ଷର ଏକାଦଶ ଦିବସ - ଚନ୍ଦ୍ରର ଏକାଦଶ କଳାର ହ୍ରାସ ବା ବୃଦ୍ଧିଜନିତ ତିଥି । କୃଷ୍ଣପକ୍ଷର ଏକାଦଶୀକୁ କୃଷ୍ଣା ଏକାଦଶୀ ଓ ଶୁକ୍ଳପକ୍ଷର ଏକାଦଶୀକୁ ଶୁକ୍ଳା ଏକାଦଶୀ କୁହାଯାଇଥାଏ । ଏକାଦଶୀ ତିଥିରେ କେତେକ ବିଶେଷ ନକ୍ଷତ୍ରର ସଂଯୋଗ ଘଟିଲେ ତାହାକୁ ଜୟା-ବିଜୟା-ଜୟନ୍ତୀ ଓ ପାପନାଶିନୀ କହାଯାଏ । ତେବେ ୨୪ ଏକାଦଶୀର ନାମ ରହିଛି । ସେଗୁଡିକ ହେଲା ଉତ୍ପନ୍ନା, ମୋକ୍ଷଦା, ସଫଳା, ପୁତ୍ରଦା, ଷଟ୍ତିଳା, ଜୟା (ଭୌମୀ), ବିଜୟା, ଆମଳକୀ(ଅଅଁଳା) , ପାପମୋଚନୀ, କାମଦା, ବରୁଥିନୀ, ମୋହିନୀ, ଅପରା, ନିର୍ଜଳା ଅଥବା ଭୀମସେନୀ, ଯୋଗିନୀ, ହରିଶୟନୀ (ପଦ୍ମା), କାମିକା (କାମଦା), ପୁତ୍ରଦା, ଅଜା, ପଦ୍ମା (ପୁତ୍ରଦା), ଇନ୍ଦିରା, ପାପଙ୍କୁଶା, ରମ୍ଭା ଓ ପ୍ରବୋଧିନୀ ।
ଦୁର୍ଗାପୁର ଗ୍ରାମ ଓଡ଼ିଶାର ଅନୁଗୋଳ ଜିଲ୍ଲାର ଛେଣ୍ଡିପଦା ବ୍ଲକ ଅନ୍ତର୍ଗତ ଜରପଡା ଥାନା ଅଧୀନରେ ଥିବା ଏକ ଗାଆଁ । 'ଭଗବତ କୃପା' ଓ 'ସ୍ବର୍ଗତଃ ଉଚ୍ଛବ ଚନ୍ଦ୍ର ପ୍ରଧାନ'ଙ୍କ ସଦିଚ୍ଛା ଯୋଗୁଁ ଅଗ୍ରଗତି କରିଥିବା ଦୁର୍ଗାପୁର ଗ୍ରାମଟି, ବ୍ରିଟିଶ୍ ଏବଂ ରାଜକୀୟ ସମୟରୁ ଏହାର ଘଞ୍ଚ ଜଙ୍ଗଲ ପାଇଁ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ମାନଙ୍କରେ ଜଣାଶୁଣା । ଜିଲ୍ଲାର ସଦର ମହକୁମା ଅନୁଗୋଳଠାରୁ ଗ୍ରାମଟି ୩୨(୨୭+୫) କି.ମି. ଦୂରରେ ଅବସ୍ଥିତ । ୫୫ନଂ ଜାତୀୟ ରାଜପଥ ଗ୍ରାମଠାରୁ ମାତ୍ର ୫ କି.ମି.
ଭୁବନେଶ୍ୱର ଭୁବନେଶ୍ୱର ଓଡ଼ିଶାର ରାଜଧାନୀ । ଭୁବନେଶ୍ୱରକୁ ୧୯୬୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ସ୍ଥାପିତ ହେଲା । ଏହି ନଗର, ଯାହାକି ଏକ ଗାଁ ଥିଲା, ପାଖାପାଖି ଦୁଇହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ । ମନ୍ଦିରଗୁଡ଼ିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଛି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
{{Use British English|date=November 2011}} ଶ୍ରୀନିବାସ ରାମାନୁଜନ (pronunciation ) (୨୨ ଡିସେମ୍ବର ୧୮୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ 'ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ଆର୍କ୍ମିଡ଼ିସ୍ (ଖ୍ରୀଷ୍ଟପୂର୍ବ ୨୮୭-୨୧୨) ସିରାକସରେ ଜନ୍ମଗ୍ରହଣ କରିଥିଲେ । ସେ ଗ୍ରୀସର ଅଧିବାସୀ ଥିଲେ । ସେ ଏକାଧାରରେ ଜଣେ ଗଣିତଜ୍ଞ, ପଦାର୍ଥ ବିଜ୍ଞାନୀ, ଇଞ୍ଜିନିୟର, ଉଦ୍ଭାବକ ଏବଂ ଗ୍ରହ ବିଜ୍ଞାନ ବିଶାରଦ ଥିଲେ । ପ୍ରାଚୀନକାଳର ବୈଜ୍ଞାନିକମାନଙ୍କ ମଧ୍ୟରେ ସେ ଥିଲେ ଅନ୍ୟତମ । ସେ ଆଧୁନିକ ପଦାର୍ଥ ବିଜ୍ଞାନରେ ଉଦସ୍ଥିତି ବିଜ୍ଞାନ (Hydrostatics)ର ମୂଳଦୂଆ ପକାଇ ଥିଲେ ଏବଂ ଭାରଦଣ୍ଡର ସୂତ୍ରକୁ ବ୍ୟାଖ୍ୟା କରିଥିଲେ । ବହୁତ ଗୁଡ଼ିଏ ଦର୍ପଣଦ୍ୱାରା ବଡ଼ ବଡ଼ ଜାହାଜରେ ନିଆଁ ଲଗାଇ ଦେଇ ପାରୁଥିଲେ । ତାଙ୍କୁ ଜଣେ ସର୍ବକାଳୀନ ଶ୍ରେଷ୍ଠ ଗଣିତଜ୍ଞ ରୂପେ ଗଣନା କରାଯାଏ।
ବନ୍ଦେ ମାତରମ ଏକ ରାଷ୍ଟ୍ର ଭକ୍ତି କବିତା ଯାହା ବଙ୍କିମ ଚନ୍ଦ୍ର ଚଟୋପାଧ୍ୟାୟଙ୍କଦ୍ୱାରା ୧୮୮୨ ମସିହାରେ ଆନନ୍ଦ ମଠ ଉପନ୍ୟାସରେ ଲେଖାଯାଇଥିଲା । ଏହା ସଂସ୍କୃତ ଓ ବଙ୍ଗଳା ଭାଷାର ମିଶାମିଶି ଭାଷାରେ ଲେଖାଯାଇଥିଲା । ଏହି କବିତାଟି ଏକ ଜଣାଣ ଅଟେ ଯେଉଁଥିରେ ମା ଦୁର୍ଗାଙ୍କୁ ଭାରତ ମାତାଙ୍କ ଅବତାର ସହିତ ତୁଳନା କରି ତାଙ୍କ ବନ୍ଦନା କରାଯାଇଛି । ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ଏହି କବିତାର ଭୂମିକା ଅନେକ । ଏହି କବିତାଟିକୁ ପ୍ରଥମ ଥର ପାଇଁ ରବୀନ୍ଦ୍ରନାଥ ଠାକୁର ୧୮୯୬ର କଂଗ୍ରେସ ଅଧିବେସନରେ ଆବୃତ୍ତି କରିଥିଲେ । ୧୯୫୦ରେ ଭାରତ ଯେତବେଳେ ଏକ ଗଣତାନ୍ତ୍ରିକ ଦେଶ ଭାବେ ପରିଚୟ ପାଇଲା ସେତବେଳେ ଏହି କବିତାର ଦୁଇଟି ଛନ୍ଦ ସରକାରୀ ଭାବରେ ଭାରତ ଗଣରାଜ୍ୟର ରାଷ୍ଟ୍ର ଗାନ କରିଦିଆଗଲା ।
ସ୍ତନ୍ୟପାୟୀ (English: Mammal; ଶ୍ରେଣୀ Mammalia ) ସମୂହର ପ୍ରାଣୀମାନେ (ନାରୀ) ନିଜ ନବଜାତ ଶିଶୁକୁ ସ୍ତନ୍ୟ ପାନ କରାଇଥାନ୍ତି । ମହିଳାମାନଙ୍କ କ୍ଷେତ୍ରରେ ସ୍ତନ ଗ୍ରନ୍ଥି ଦେଖାଯାଇଥାଏ, ଯାହାକି ସରୀସୃପ କିମ୍ବା ପକ୍ଷୀମାନଙ୍କ କ୍ଷେତ୍ରରେ ଦେଖାଯାଇନଥାଏ । ସ୍ତନ୍ୟପାୟୀ ସମୂହର ଚାରି କୋଠରି ବିଶିଷ୍ଟ ହୃତପିଣ୍ଡ ରହିଥାଏ ଓ ମସ୍ତିସ୍କ ଗଠନ ଅପେକ୍ଷାକୃତ ଉନ୍ନତ ହୋଇଥାଏ ।
ମାୟାଧର ସେଠୀ (୧୮ ସେପ୍ଟେମ୍ବର ୧୯୪୨ - ୨୦ ଅପ୍ରେଲ ୨୦୦୫) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ମାୟାଧର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇରେ କାର୍ଯ୍ୟ କରିଥିଲେ । ୧୯୮୦ ଓ ୧୯୮୫ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ମାୟାଧର ସାଲେପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୮ମ ଓ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ବିଶ୍ୱନାଥ କର, ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା, (୨୪ ଡିସେମ୍ବର ୧୮୬୪–୧୯ ଅକ୍ଟୋବର ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ । ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ "ରାୟ ବାହାଦୁର" ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ ବିବିଧା ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ । ପୁସ୍ତକଟି ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ ଉତ୍କଳ ସାହିତ୍ୟରେ ପୂର୍ବରୁ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ସମଗ୍ର ଓଡ଼ିଶାରେ ବଣି ଦେଖାଯାଆନ୍ତି । ବଣି ଜଙ୍ଗଲରେ ବାସ କରିବାକୁ ଭଲପାଆନ୍ତିନାହିଁ । ସାଧାରଣତଃ ଜନବସତି ଅଞ୍ଚଳରେ ଥିବା ଗଛମାନଙ୍କରେ ନୀଡ଼ ବାନ୍ଧନ୍ତି । ବିଦ୍ୟୁତ୍ ଖୁଣ୍ଟ, ଘରର ପାରାପେଟି ଆଦିରେ ମଧ୍ୟ ବଣିମାନେ ରହୁଥିବା ଦେଖାଯାଏ । ପୋକଜୋକ, ଫଳ, ମଣିଷର ଖାଦ୍ୟର ଅବଶେଷ, ଶସ୍ୟ କଣିକା ଉପରେ ବଣିମାନେ ନିର୍ଭରଶୀଳ । ରଙ୍ଗ ଓ ଆକାର ଦୃଷ୍ଟିରୁ ମାଈ ଓ ଅଣ୍ଡିରା ବଣି ଉଭୟ ସମାନ । ବଣିମାନେ ସାଧାରଣତଃ ଗ୍ରୀଷ୍ମ ଋତୁରେ ବସା ବାନ୍ଧନ୍ତି । ମାଈବଣି ଥରକେ ୪-୫ଟି ଗାଢ଼ ନୀଳରଙ୍ଗର ଡିମ୍ବ ପାରିଥାଏ । 'କିକ୍-କିକ୍-କିକ୍' ଶବ୍ଦରୁ ବଣିଙ୍କ ଉପସ୍ଥିତି ବାରିହୋଇପଡେ । ବଣିମାନେ ଯୋଡ଼ି ଯୋଡ଼ି ବୁଲିବାକୁ ପସନ୍ଦ କରନ୍ତି । ଯୋଡ଼ିବଣି ଦେଖିବା ଶୁଭ ବୋଲି ଓଡ଼ିଆଙ୍କ ବିଶ୍ୱାସ ।
ରାଧାମୋହନ ନାୟକ (୧ ଜାନୁଆରୀ ୧୯୨୯ - ୪ ଜୁଲାଇ ୨୦୧୨) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ରାଧାମୋହନ ଓଡ଼ିଶା ରାଜନୀତିରେ ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦ ଓ ସ୍ୱତନ୍ତ୍ର ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ଓଡ଼ିଶା ବିଧାନ ସଭାରେ ସେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଥିଲେ । ୧୯୫୭, ୧୯୬୭ ଓ ୧୯୭୧ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବାଙ୍ଗିରିପୋଷି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୨ୟ, ୪ର୍ଥ ଓ ୫ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।