ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଯକ୍ଷ୍ମା (ଟିବି) ଏକ ସଂକ୍ରମକ ରୋଗ ଯାହା ମାଇକୋବ୍ୟାକ୍ଟେରମ ଟ୍ୟୁବରକ୍ୟୁଲୋସିସଦ୍ୱାରା (MTB) ହୁଏ । ଯକ୍ଷ୍ମା ସାଧାରଣତଃ ଫୁସଫୁସକୁ ଆକ୍ରମଣ କଲେ ମଧ୍ୟ ଶରୀରର ଯେ କୌଣସି ଅଙ୍ଗରେ ଏହାଦ୍ୱାରା ରୋଗ ହୋଇପାରେ । ଅଧିକାଂଶ ସଂକ୍ରମଣରେ କୌଣସି ଲକ୍ଷଣ ହେଉ ନ ଥିବାରୁ ତାହାକୁ ପ୍ରଛନ୍ନ ଯକ୍ଷ୍ମା ଓ ଇଂରାଜୀ ଭାଷାରେ ଲେଟେଣ୍ଟ ଟ୍ୟୁବରକୁଲୋସିସ (latent tuberculosis) କୁହାଯାଏ । ଏହି ପ୍ରଛନ୍ନ ଯକ୍ଷ୍ମା ମଧ୍ୟରୁ ପ୍ରାୟ ୧୦% ସଂକ୍ରମଣ ସକ୍ରିୟ ରୋଗରେ ପରିଣତ ହୁଏ ଯାହାକୁ ଚିକିତ୍ସା ନ କଲେ ସେଥିରୁ ଅଧେ ଲୋକ ମୃତ୍ୟୁ ବରଣ କରନ୍ତି । ସକ୍ରିୟ ଫୁସଫୁସ ଯକ୍ଷ୍ମା ରୋଗରେ କ୍ରନିକ ବା ଦୀର୍ଘକାଳୀନ କାଶ ସହିତ ରକ୍ତ ମିଶ୍ରିତ ଖଙ୍କାର ପଡ଼େ, ଜ୍ୱର, ରାତ୍ରୀ ସ୍ୱେଦ ନିର୍ଗତ ଓ ଓଜନ ହ୍ରାସ ହୁଏ । ଓଜନ ହ୍ରାସ ହେଉଥିବାରୁ ଏହାକୁ କ୍ଷୟ ରୋଗ ନାମ ଦିଆଯାଇଥିଲା । ବିଭିନ୍ନ ଅଙ୍ଗର ସଂକ୍ରମଣରେ ଭିନ୍ନ ଭିନ୍ନ ପ୍ରକାର ଲକ୍ଷଣ ପ୍ରକାଶ ପାଏ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହାକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହାଯାଏ । ପ୍ରତ୍ୟେକ ବେଦର ନିଜସ୍ୱ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
କବିସୂର୍ଯ୍ୟ ବଳଦେବ ରଥ (୧୭୮୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୮୯ ମସିହାରେ ଗଞ୍ଜାମ ଜିଲ୍ଲା ବଡ଼ଖେମୁଣ୍ଡି ରାଜ୍ୟର ବିଜୟନଗ୍ରଗଡ଼ରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।
ଓଡ଼ିଶୀ ଭାରତରେ ପ୍ରଚଳିତ ଓ ଓଡ଼ିଶାରୁ ଆରମ୍ଭ ହୋଇଥିବା ଏକ ଶାସ୍ତ୍ରୀୟ ନୃତ୍ୟ ଓ ସଙ୍ଗୀତ ପରମ୍ପରା । ଏଥିରେ ଅନ୍ତର୍ଭୁକ୍ତ ଓଡ଼ିଶୀ ନୃତ୍ୟକୁ ଭାରତ ସରକାର ଶାସ୍ତ୍ରୀୟ ନୃତ୍ୟ ଓ ଓଡ଼ିଶୀ ସଙ୍ଗୀତକୁ ଓଡ଼ିଶା ସରକାର ଶାସ୍ତ୍ରୀୟ ସଙ୍ଗୀତ ତାଲିକାଭୁକ୍ତ କରିଛନ୍ତି । ଓଡ଼ିଶା ତତ୍କାଳୀନ କଳିଙ୍ଗର ଅଂଶ ଥିଲା ଓ ଖାରବେଳଙ୍କ ସମୟରେ ଖୋଦିତ ରାଣୀଗୁମ୍ଫା, ସ୍ୱର୍ଗପୁରୀ ଓ ମଞ୍ଚପୁରୀ ଗୁମ୍ଫାର ଗାତ୍ରରେ ଦେଖିବାକୁ ମିଳୁଥିବା ନର୍ତ୍ତକୀମାନଙ୍କର ପ୍ରତିମା ତଥା ହାତୀଗୁମ୍ଫା ଅଭିଲେଖରେ ବର୍ଣ୍ଣିତ ନୃତ୍ୟ ବର୍ତ୍ତମାନର ଓଡ଼ିଶୀ ନୃତ୍ୟର ସହ ସମ୍ବନ୍ଧ ଦର୍ଶାଇଥାଏ । ପ୍ରଥମ ଖ୍ରୀଷ୍ଟପୂର୍ବ କାଳରେ ଆଧୁନିକ ଭୁବନେଶ୍ୱରସ୍ଥିତ ଖଣ୍ଡଗିରି ଓ ଉଦୟଗିରିଠାରେ ଓଡ଼ିଶୀ ଏକ ଉନ୍ନତ ନୃତ୍ୟକଳାରେ ପରିଣତ ହୋଇସାରିଥିଲା । ଭରତ ତାଙ୍କ ରଚିତ ନାଟ୍ୟ ଶାସ୍ତ୍ରରେ କଳିଙ୍ଗ ନୃତ୍ୟ ଶୈଳୀରେ ଓଡ଼ିଶୀ ନୃତ୍ୟ ବାବଦରେ ବର୍ଣ୍ଣନା କରି ଏହାର ନାମ ଓଡ୍ର-ମାଗଧି ବୋଲି ଉଲ୍ଲେଖ କରିଥିଲେ । ଭୁବନେଶ୍ୱରର ପର୍ଶୁରାମେଶ୍ୱର ମନ୍ଦିର, ବୈତାଳ ମନ୍ଦିର, ଶିଶିରେଶ୍ୱର ମନ୍ଦିର, ମାର୍କଣ୍ଡେଶ୍ୱର ମନ୍ଦିର, ମୁକ୍ତେଶ୍ୱର ମନ୍ଦିର, ରାଜରାଣୀ ମନ୍ଦିର, ଲିଙ୍ଗରାଜ ମନ୍ଦିର, ମେଘେଶ୍ୱର ମନ୍ଦିର, ପୁରୀର ଜଗନ୍ନାଥ ମନ୍ଦିର ଏବଂ କୋଣାର୍କର ସୂର୍ଯ୍ୟମନ୍ଦିରର ବର୍ହିଭାଗରେ ଖୋଦିତ ନର୍ତ୍ତକୀ ଓ ନାୟିକାମାନଙ୍କର ଅଙ୍ଗଭଙ୍ଗୀ ଓ ମୁଦ୍ରାରୁ ଓଡ଼ିଶୀ ନୃତ୍ୟର ପରମ୍ପରା ସମୃଦ୍ଧ ହୋଇଥିବା ଜଣାଯାଏ । ପରବର୍ତ୍ତୀ କାଳରେ ଏହି ନୃତ୍ୟ ଦେବଦାସୀ ନୃତ୍ୟ (ମାହାରୀ) ଓ ଗୋଟିପୁଅ ଆଦି ନୃତ୍ୟ ପରମ୍ପରାଦ୍ୱାରା ପରିବେଷିତ ହୋଇଆସୁଛି । ଭାରତ ସ୍ୱାଧୀନ ହେବା ପରେ ଏହି ନୃତ୍ୟ ପରମ୍ପରାର ପୁନରୁଦ୍ଧାର କରାଯାଇ ଓଡ଼ିଶୀ ନାମରେ ନାମକରଣ କରାଗଲା ଓ ୧୯୬୪ ମସିହାରେ ଓଡ଼ିଶୀ ଶାସ୍ତ୍ରୀୟ ନୃତ୍ୟ ମାନ୍ୟତା ପାଇଲା । ଏହି ପଦଃକ୍ଷେପ ପଛରେ ମୁଖ୍ୟତଃ ନୃତ୍ୟଗୁରୁ କାଳୀଚରଣ ପଟ୍ଟନାୟକ, ପଙ୍କଜ ଚରଣ ଦାସ, ଦେବ ପ୍ରସାଦ ଦାସ ଓ କେଳୁଚରଣ ମହାପାତ୍ରଙ୍କ ଭୂମିକା ଅନ୍ୟତମ । ଏହି ନୃତ୍ୟରେ ପଖଉଜ, ବେହେଲା, ଗିନି, ଝାଞ୍ଜ ଓ ବଂଶୀ ଆଦି ବାଦ୍ୟଯନ୍ତ୍ର ବ୍ୟବହାର କରାଯାଏ ।
ଭାଷା ହେଉଛି ଯୋଗାଯୋଗର ଜଟିଳ ପ୍ରଣାଳୀକୁ ଶିଖିବା ଓ ବ୍ୟବହାର କରିବା ପାଇଁ ଥିବା ମନୁଷ୍ୟର ସାମର୍ଥ୍ୟ ଏବଂ ଗୋଟିଏ ଭାଷା ହେଉଛି ଏହି ଜଟିଳ ଯୋଗାଯୋଗ ପ୍ରଣାଳୀର ଏକ ଉଦାହରଣ । ପୃଥିବୀରେ ସର୍ବମୋଟ କେତେ ଭାଷା ଅଛି ଏକଥା ସଠିକ ଭାବେ କହିବା ସମ୍ଭବ ନୁହେଁ ଏବଂ ଏହି ସଂଖ୍ୟା ଭାଷା (language) ଓ ଲୋକଭାଷା (dialects) ମଧ୍ୟରେ ସୂକ୍ଷ୍ମ ପ୍ରଭେଦ ଉପରେ ନିର୍ଭର କରେ । ତଥାପି ଆକଳନ କରାଯାଇଛି ଯେ ଏହି ସଂଖ୍ୟା ୬୦୦୦ରୁ ୭୦୦୦ ହେବ ।
ଜନ ଫିଜ୍ଗେରାଲ୍ଡ କେନେଡ଼ି ବା ଜ୍ୟାକ୍ କେନେଡ଼ି (୨୯ ମେ, ୧୯୧୭ - ୨୨ ନଭେମ୍ବର ୧୯୬୩) ଜଣେ ଆମେରିକୀୟ ରାଜନେତା (JFK ନାଁରେ ଅଧିକ ପ୍ରସିଦ୍ଧ) । ସେ ଜାନୁଆରୀ ୧୯୬୧ରୁ ନଭେମ୍ବର ୧୯୬୩ରେ ତାଙ୍କ ହତ୍ୟା ଯାଏଁ ଯୁକ୍ତରାଷ୍ଟ୍ର ଆମେରିକାର ୩୫ତମ ରାଷ୍ଟ୍ରପତିର ଦାୟିତ୍ୱ ବହନ କରିଥିଲେ । ତାଙ୍କ ଶାସନ କାଳରେ ବିଶ୍ୱ ରାଜନୀତିର ଅନେକ ପ୍ରମୁଖ ଓ ଐତିହାସିକ ଘଟଣା ଘଟିଯାଇଥିଲା ଯଥା: ପରମାଣୁ ପରୀକ୍ଷଣ ପ୍ରତିବନ୍ଧ ସନ୍ଧି (Nuclear Test Ban Treaty), ପିସ୍ କର୍ପର ପ୍ରତିଷ୍ଠା, ମହାକାଶ ଯାତ୍ରା ଲାଗି ପ୍ରତିଯୋଗିତା, ବର୍ଲିନ ପ୍ରାଚୀର ନିର୍ମାଣ, କୃଷ୍ଣକାୟଙ୍କ ନାଗରିକ ଅଧିକାର ଆନ୍ଦୋଳନ ଓ ଭିଏତନାମ ଯୁଦ୍ଧରେ ଆମେରିକାର ପୂର୍ଣ୍ଣ ଯୋଗଦାନ ଆଦି ।
ମିହିର ଦାସ (୧୧ ଫେବୃଆରୀ ୧୯୫୯–୧୧ ଜାନୁଆରୀ ୨୦୨୨) ଜଣେ ଓଡ଼ିଆ ସିନେମା ଅଭିନେତା ଥିଲେ । ସେ ତିନି ଦଶକରୁ ଅଧିକ କାଳ ଧରି ନାୟକ, ଚରିତ୍ର, ଖଳନାୟକ ଓ ହାସ୍ୟ ଅଭିନେତା ଭାବରେ ଅନେକ ସିନେମାରେ ଅଭିନୟ କରିଥିଲେ । ସେ ଅନେକ ପୁରସ୍କାର ପାଇଥିଲେ, ବିଶେଷ କରି ଓଡ଼ିଶା ରାଜ୍ୟ ସରକାରଙ୍କଠାରୁ ୧୯୯୮ରେ ଲକ୍ଷ୍ମୀ ପ୍ରତିମା ଓ ୨୦୦୫ରେ ଫେରିଆ ମୋ ସୁନା ଭଉଣୀ ଚଳଚ୍ଚିତ୍ର ପାଇଁ ଶ୍ରେଷ୍ଠ ଅଭିନେତା, ଏବଂ ୨୦୦୨ରେ ରାକ୍ଷୀ ବାନ୍ଧିଲି ମୋ ରଖିବ ମାନ ଏବଂ ପ୍ରେମ ଅଢ଼େଇ ଅକ୍ଷର ପାଇଁ ଶ୍ରେଷ୍ଠ ସହ-ଅଭିନେତା ପୁରସ୍କାର ପାଇଥିଲେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ନିଲ ଆଲଡେନ ଆର୍ମଷ୍ଟ୍ରଙ୍ଗ(୫ ଅଗଷ୍ଟ, ୧୯୩୦ - ୨୫ ଅଗଷ୍ଟ, ୨୦୧୨) ଜଣେ ଆମେରିକୀୟ ମହାକାଶଚାରୀ, ଟେଷ୍ଟ ପାଇଲଟ, ଏରୋନଟିକ୍ସ ଇଞ୍ଜିନିୟର, ବିଶ୍ୱବିଦ୍ୟାଳୟ ପ୍ରାଧ୍ୟାପକ ତଥା ଚନ୍ଦ୍ରରେ ପାଦ ଦେଇଥିବା ପ୍ରଥମ ମଣିଷ ଥିଲେ । ମହାକାଶଚାରୀ ହେବା ପୂର୍ବରୁ ସେ ଆମେରିକୀର ସୈନ୍ୟ ବାହିନୀରେ କୋରିଆ ଯୁଦ୍ଧ(୨୫ ଜୁନ, ୧୯୫୦ - ୨୭ ଜୁଲାଇ, ୧୯୫୩)ରେ ଲଢିଥିଲେ । ୨୦ ଜୁଲାଇ, ୧୯୬୯ ଦିନ ୨୦:୧୭:୩୯ ୟୁ.ଟି.ସି.
ଉତ୍କଳ ବିଶ୍ୱବିଦ୍ୟାଳୟ ଓଡ଼ିଶାର ସର୍ବ ପୁରାତନ ତଥା ଭାରତର ସତରତମ ପୁରାତନ ବିଶ୍ୱବିଦ୍ୟାଳୟ ଅଟେ। ବାଣୀ ବିହାର ଭାବେ ପରିଚିତ ଏହାର ୩୯୯.୯ ଏକର ପରିମିତ ଏହାର ପରିସରଟି ଭୁବନେଶ୍ୱରର କେନ୍ଦ୍ରସ୍ଥଳରେ ଅବସ୍ଥିତ। ଏହି ବିଶ୍ୱବିଦ୍ୟାଳୟରେ ନିଜସ୍ୱ ଶିକ୍ଷା ବ୍ୟବସ୍ଥା ଥିବା ସାଙ୍ଗରେ ଅନ୍ୟ ବହୁ ମହାବିଦ୍ୟାଳୟ ଅନୁବନ୍ଧିତ ଭାବେ ରହିଛନ୍ତି। ଏବେ ଏହି ବିଶ୍ୱବିଦ୍ୟାଳୟରେ ୨୭ଟି ସ୍ନାତକୋତ୍ତର ବିଭାଗ ବିଜ୍ଞାନ, କଳା ଓ ବାଣିଜ୍ୟ କ୍ଷେତ୍ରରେ ଶିକ୍ଷାଦାନ କରୁଛନ୍ତି । ଏହାଛଡା ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ଦୂରଶିକ୍ଷା ନିର୍ଦ୍ଦେଶାଳୟ, ଆଇନଶିକ୍ଷା ମହାବିଦ୍ୟାଳୟ ଓ ବହୁ ସେଲ୍ଫ ଫାଇନାନ୍ସ ବିଭାଗ ମଧ୍ୟ ଅଛି । ସମ୍ପ୍ରତି ବିଭିନ୍ନ ସ୍ନାତକୋତ୍ତର ବିଭାଗରେ ପ୍ରାୟ ୩୦୦୦ରୁ ଅଧିକ ଛାତ୍ର ପଢୁଛନ୍ତି। ଗତ ଅଡ଼ଷଠି ବର୍ଷଧରି ବାଣୀବିହାର ଶିକ୍ଷା କ୍ଷେତ୍ରରେ ଯୋଗଦାନ କରିଆସୁଛି ।
ଗ୍ରେଟ୍ ବ୍ରିଟେନ୍ ଓ ଉତ୍ତର ଆୟାର୍ଲ୍ଯାଣ୍ଡ୍ର ଯୁକ୍ତରାଜ୍ୟ, ବା ସାଧାରଣ ଭାବେ ଯୁକ୍ତରାଜ୍ୟ ଇଉରୋପୀୟ ମୂଳ ଭୂଖଣ୍ଡର ପଶ୍ଚିମ ଉପକୂଳରେ ଅବସ୍ଥିତ ଏକ ସାର୍ବଭୌମ ରାଷ୍ଟ୍ର ବା ରାଷ୍ଟ୍ରସଂଘ । ଯୁକ୍ତରାଜ୍ୟ ମଧ୍ୟରେ ଗ୍ରେଟ ବ୍ରିଟେନ ଦ୍ୱୀପ, ଆୟରଲ୍ୟାଣ୍ଡ ଦ୍ୱୀପର ଉତ୍ତରପୂର୍ବ ଭାଗ ଏବଂ ଅନେକ ଛୋଟ ଦ୍ୱୀପ ଅନ୍ତର୍ଭୁକ୍ତ । ଉତ୍ତର ଆୟରଲ୍ୟାଣ୍ଡ୍ ଓ ଆୟରଲ୍ୟାାଣ୍ଡ୍ ସାଧାରଣତନ୍ତ୍ର ମଝିରେ ସ୍ଥଳ ସୀମା ରହିଛି । ଏହାଛଡ଼ା ଯୁକ୍ତରାଜ୍ୟକୁ ଆଟଲାଣ୍ଟିକ ମହାସାଗର ଘେରିରହିଛି । ଏହାର ପୂର୍ବରେ ଉତ୍ତର ସମୁଦ୍ର, ଦକ୍ଷିଣରେ ଇଂରାଜୀ ପ୍ରଣାଳୀ ଏବଂ ଦକ୍ଷିଣ-ପଶ୍ଚିମରେ କେଲଟିକ ସାଗର ରହିଛି । ଏହାର ବେଳା ବିଶ୍ୱର ୧୨ତମ ଦୀର୍ଘ ଉପକୂଳ । ଆଇରିସ ସାଗର ଗ୍ରେଟ ବ୍ରିଟେନ ଏବଂ ଆୟରଲ୍ୟାଣ୍ଡକୁ ଅଲଗା କରିଥାଏ । ଯୁକ୍ତରାଜ୍ୟର ମୋଟ କ୍ଷେତ୍ରଫଳ ୨,୪୦,୦୦୦ ବର୍ଗ କି.ମି.
ମିନତି ମିଶ୍ର (୧୪ ଅପ୍ରେଲ ୧୯୩୬ - ୦୬ ଜାନୁଆରୀ ୨୦୨୦) ଓଡ଼ିଆ କଥାଚିତ୍ର ଜଗତର ଜଣେ ଅଭିନେତ୍ରୀ, ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ଗୁରୁ ଥିଲେ । ଭାରତ ବାହାରେ ଓଡ଼ିଶୀ ନୃତ୍ୟ ପରିବେଷଣ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ । ୧୯୬୬ରେ ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟର ଅଧ୍ୟକ୍ଷା ଭାବେ ନିଯୁକ୍ତି ପାଇ, ୧୯୯୨ ପର୍ଯ୍ୟନ୍ତ ଚାକିରିରେ ରହି ଅନେକ ଛାତ୍ରଛାତ୍ରୀଙ୍କୁ ତାଲିମ ଦେଇଥିଲେ । ସେ ହିନ୍ଦୁସ୍ଥାନୀ ଶାସ୍ତ୍ରୀୟ ସଙ୍ଗୀତରେ ମଧ୍ୟ ସ୍ନାତକ ଥିଲେ । ଆକାଶବାଣୀରେ "ଏ ଗ୍ରେଡ଼" ଡ୍ରାମା କଳାକାର ମଧ୍ୟ ଥିଲେ । ୨୦୧୨ ମସିହାରେ ସେ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନୀତ ହୋଇଥିଲେ ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ସୁବର୍ଣ୍ଣପୁର ଜିଲ୍ଲା ବା ସୋନପୁର ଜିଲ୍ଲା ଓଡ଼ିଶାର ଏକ ପ୍ରଶାସନିକ ଜିଲ୍ଲା । ସୁବର୍ଣ୍ଣପୁର ସହର ଏହି ଜିଲ୍ଲାର ପ୍ରଶାସନିକ ମୁଖ୍ୟାଳୟ । ସୁବର୍ଣ୍ଣପୁର ଜିଲ୍ଲା ୧୯୯୩ ମସିହା ଏପ୍ରିଲ ୧ ତାରିଖରେ ଗଠନ ହେଇଥିଲା । ତା ପୂର୍ବରୁ ବଲାଙ୍ଗିର ଜିଲ୍ଲାରେ ମିଶିକି ଥିଲା । ଏହି ଜିଲ୍ଲାକୁ ସୋନପୁର ଜିଲ୍ଲା ମଧ୍ୟ କୁହାଯାଏ । ଏହି ଜିଲ୍ଲାର ଉତ୍ତରରେ ସମ୍ବଲପୁର ଜିଲ୍ଲା ଅବସ୍ଥିତ ଏବଂ ଦକ୍ଷିଣ ଓ ଦକ୍ଷିଣ-ପୂର୍ବରେ ବୌଦ୍ଧ ଜିଲ୍ଲା ଅବସ୍ଥିତ ଏବଂ ପଂଶ୍ଚିମରେ ବଲାଙ୍ଗିର ଜିଲ୍ଲା ଅବସ୍ଥିତ । ସୋମବଂଶୀ ରାଜାମାନଙ୍କ ଶାସନ କାଳରୁ "ସୁବର୍ଣ୍ଣପୁର" ନାମଟି ଆସିଥିବା ବିଶ୍ୱାସ କରାଯାଏ । ସୋନପୁର ଏହାର ସାଂସ୍କୃତିକ ବିଭବ, କଳା, ସୋନପୁରର ତନ୍ତବୁଣା ଲୁଗା, କାରିଗରୀ, ହାତତିଆରି କଳାକୃତି, ପିତଳ ଓ ଟେରାକୋଟା କାମ ଓ ତରଭାର ଫିଲିଗିରି କାମ, ଉଲୁଣ୍ଡାର ପଥର ଖୋଦେଇ ଓ ଡୁଙ୍ଗୁରିପାଲିର ଧାନରେ ତିଆରି ହାତକାମ ପାଇଁ ପ୍ରସିଦ୍ଧ ।
ଥୋମାସ ଆଲଭା ଏଡ଼ିସନ(English: Thomas Alva Edison) (ଫେବୃଆରୀ ୧୧, ୧୮୪୭ – ଅକ୍ଟୋବର ୧୮, ୧୯୩୧) ଜଣେ ଆମେରିକୀୟ ଉଦ୍ଭାବକ, ବୈଜ୍ଞାନିକ ଓ ବାବସାୟୀ ଥିଲେ । ସେ ଅନେକ ଯନ୍ତ୍ର ବାହାର କରିଥିଲେ ଯାହାକି ସାରା ବିଶ୍ୱଜୀବନକୁ ବହୁତ ପ୍ରଭାବିତ କରିଥିଲା । ଫୋନୋଗ୍ରାଫ , ଚଳଚ୍ଚିତ୍ର କ୍ୟାମେରା , ବହୁତ ଦିନ ଚାଲିପାରୁଥିବା ବିଦ୍ୟୁତ ବଲ୍ବ ଇତ୍ୟାଦି ତାଙ୍କରି ଅବଦାନ । ଜଣେ ଖବରକାଗଜ ସାମ୍ବାଦିକ ତାଙ୍କୁ ମେନଲୋପାର୍କର (ଏବେ ଏଡ଼ିସନ, ନିଉ ଜର୍ସି) ଯାଦୁକର ଭାବେ ସମ୍ବୋଧନା କରିଥିଲେ । ସେ ପ୍ରଥମ ଉଦ୍ଭାବକ ଥିଲେ ଯିଏକି ସମୂହ ଉତ୍ପାଦନର ତତ୍ତ୍ୱ (the principles of mass production) ଓ ବହୁ ପରିମାଣରେ ଏକତ୍ର କାମ କରି(large-scale teamwork) ଉଦ୍ଭାବନ କରିବା ସୂତ୍ର ବ୍ୟବହାର କରିଥିଲେ । ଏଣୁ ତାଙ୍କୁ ପ୍ରଥମ ଶିଳ୍ପ ଭିତ୍ତିକ ଗବେଷଣାଗାରର ନିର୍ମାତା ବୋଲି ମଧ୍ୟ କୁହାଯାଏ ।
ନବରାତ୍ରୀ ଏକ ହିନ୍ଦୁ ପର୍ବ ଓ ଏହା ନଅ ରାତି (ଏବଂ ଦଶ ଦିନ) ଧରି ପ୍ରତିବର୍ଷ ଶରତ ଋତୁରେ ପାଳନ କରାଯାଇଥାଏ । ଏହା ବିଭିନ୍ନ କାରଣରୁ ଏବଂ ଭାରତୀୟ ସାଂସ୍କୃତିକ କ୍ଷେତ୍ରର ବିଭିନ୍ନ ଭାଗରେ ଭିନ୍ନ ଭିନ୍ନ ଭାବଏ ପାଳନ କରାଯାଇଥାଏ । ତାତ୍ତ୍ୱିକ ଭାବେ ଚାରୋଟି ଋତୁକାଳୀନ ନବରାତ୍ରୀ ରହିଛି । ତେବେ ସାଧାରଣତଃ ମୌସୁମୀ ପରବର୍ତ୍ତୀ ଶାରଦୀୟ ନବରାତ୍ରୀ ପ୍ରଧାନ । ଏଥିରେ ହିନ୍ଦୁ ଦେବୀଙ୍କୁ (ଦୁର୍ଗା) ସମ୍ମାନ ଜଣାଇ ପାଳନ କରାଯାଏ । ଏହି ପର୍ବ ହିନ୍ଦୁ ପାଞ୍ଜିର ଆଶ୍ୱିନ ମାସର ଶୁକ୍ଳପକ୍ଷରେ ପାଳନ କରାଯାଏ ଓ ଏହା ସାଧାରଣତଃ ଗ୍ରେଗୋରିଆନ ମାସ ସେପ୍ଟେମ୍ବର ଏବଂ ଅକ୍ଟୋବରରେ ପଡ଼ିଥାଏ ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ବର୍ଷା ପ୍ରିୟଦର୍ଶିନୀ (ଜନ୍ମ: ୭ ଅଗଷ୍ଟ ୧୯୮୪) ଜଣେ ଓଡ଼ିଆ କଥାଚିତ୍ର ଅଭିନେତ୍ରୀ । ସେ ଓଡ଼ିଆ ଚଳଚ୍ଚିତ୍ର ସହିତ କିଛି ବଙ୍ଗଳା ଚଳଚ୍ଚିତ୍ରରେ ମଧ୍ୟ ଅଭିନୟ କରିଛନ୍ତି । ୨୦୦୩ ମସିହାରେ ସେ ଉତ୍ତମ ମହାନ୍ତି ଏବଂ ମିଥୁନ ଚକ୍ରବର୍ତ୍ତୀ ଅଭିନୀତ ଓଡ଼ିଆ କଥାଚିତ୍ର ଏ ଯୁଗର କୃଷ୍ଣ ସୁଦାମା ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ ସେ ସାବତ ମାଆ, ବାଜି, ତୁ ମୋ ଆଖିର ତାରା, ଟୋପାଏ ସିନ୍ଦୁର ଦି ଟୋପା ଲୁହ, ତୋତେ ମୋ ରାଣ, ଥ୍ୟାଙ୍କ୍ ୟୁ ଭଗବାନ ଭଳି ସଫଳ ଓଡ଼ିଆ କଥାଚିତ୍ରରେ ଅଭିନୟ କରିଥିଲେ । ୨୦୦୮ ମସିହାରେ ସେ ବଙ୍ଗଳା ଚଳଚ୍ଚିତ୍ର ଜୋର୍ ଜରିଆରେ ବଙ୍ଗଳା କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଗୋଲ୍ମାଲ୍, ଲଭ୍ ଷ୍ଟୋରୀ, ବାଳିକା ବଧୂ, ଟକ୍କର, ହସି ଖୁସି କ୍ଲବ୍, ଟୁପୁରୁ ଟୁପୁର ବ୍ରିଷ୍ଟି ପଡ଼େ, ଅଚେନା ପ୍ରେମ୍ ଭଳି ବଙ୍ଗଳା କଥାଚିତ୍ରରେ ସେ ଅଭିନୟ କରିଛନ୍ତି ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ନେଲସନ ରୋଲିହ୍ହଲ୍ଲା ମଣ୍ଡେଲା (୧୮ ଜୁଲାଇ ୧୯୧୮ - ୫ ଡିସେମ୍ବର ୨୦୧୩) ଦକ୍ଷିଣ ଆଫ୍ରିକାର ପୂର୍ବତନ ରାଷ୍ଟ୍ରମୁଖ୍ୟ (୧୯୯୪-୧୯୯୯) ଥିଲେ । ସେ ଦକ୍ଷିଣ ଆଫ୍ରିକାର ପ୍ରଥମ ଅଣ ଶ୍ୱେତାଙ୍ଗ ବା କୃଷ୍ଣକାୟ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିଲେ । ତାଙ୍କ ଶାସନକାଳ ମଧ୍ୟରେ ଅପାର୍ଥିଡ଼ ନୀତିର ପତନ ହୋଇଥିଲା ତଥା ଚାଲିଆସୁଥିବା ରଙ୍ଗଭେଦ, ଦାରିଦ୍ର୍ୟ, ସାମାଜିକ ଅସମାନତାକୁ ଦୂର କରିବାକୁ ବିଶେଷ ପ୍ରାଧାନ୍ୟ ଦିଆଯାଇଥିଲା । ରାଜନୈତିକ ଭାବେ ସେ ଗଣତାନ୍ତ୍ରିକ ସମାଜବାଦୀ ଚିନ୍ତାଧାରାରେ ବିଶ୍ୱାସ ରଖିଥିଲେ ଏବଂ ଆଫ୍ରିକୀୟ ଜାତୀୟ କଂଗ୍ରେସର ସଭାପତି ଭାବେ ୧୯୯୧ରୁ ୧୯୯୭ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ । ଅନ୍ତର୍ଜାତୀୟ ପଦବୀ ଭାବେ "ନନ-ଆଲାଇନଡ ମୁଭମେଣ୍ଟ"ର ସାଧାରଣ-ସଚିବ ଭାବେ ୧୯୯୮-୧୯୯୯ ପାଇଁ କାର୍ଯ୍ୟରତ ଥିଲେ । ଯୋସା ସଂପ୍ରଦାୟର ଥେମ୍ବୁ ରାଜପରିବାରରେ ଜନ୍ମଗ୍ରହଣ କରି ମଣ୍ଡେଲା ଫୋର୍ଟ ହାରେ ବିଶ୍ୱ ବିଦ୍ୟାଳୟ ଓ ୱିଟୱାଟର୍ସରାଣ୍ଡ ବିଶ୍ୱବିଦ୍ୟାଳୟରେ ଆଇନ ଶିକ୍ଷା କରିଥିଲେ । ଜୋହାନ୍ସବର୍ଗରେ ରହିବା ସମୟରେ ଔପନିବେଶ ବିରୋଧୀ ରାଜନୀତିରେ ଅଂଶଗ୍ରହଣ କରି ଆଫ୍ରିକୀୟ ଜାତୀୟ କଂଗ୍ରେସରେ ଯୋଗଦେଇଥିଲେ ଓ ଏହାର ଯୁବ ସଂଘର ପ୍ରତିଷ୍ଠାତା ସଭ୍ୟ ଥିଲେ । ୧୯୪୮ରେ ନ୍ୟାସନାଲ ପାର୍ଟିର "ଆଫ୍ରିକାନ" ଜାତୀୟତାବାଦୀମାନେ ସରକାର ଗଠନ କରି କ୍ଷମତାକୁ ଆସିବା ପରେ ଅପାର୍ଥିଡ଼କୁ ନୀତିକୁ ପ୍ରାଧାନ୍ୟ ଦେଇଥିଲେ, ଏବଂ ସେହି ସମୟରେ ମଣ୍ଡେଲା ଜାତୀୟ କଂଗ୍ରେସଦ୍ୱାରା ୧୯୫୨ରେ ହୋଇଥିବା ଅସହଯୋଗ ଆନ୍ଦୋଳନରେ ପ୍ରମୁଖ ଭୂମିକା ଗ୍ରହଣ କରି ଟ୍ରାନ୍ସଭାଲ କଂଗ୍ରେସର ସଭାପତି ନିର୍ବାଚିତ ହୋଇଥିଲେ ଏବଂ ୧୯୫୫ରେ "ପିପୁଲ ଅଫ କଂଗ୍ରେସ"କୁ ଉଦବୋଧନ ଦେଇଥିଲେ । ଜଣେ ଓକିଲ ଭାବେ କାର୍ଯ୍ୟ କରୁଥିବା ସମୟରେ ସନ୍ଦେହଜନକ କାର୍ଯ୍ୟକଳାପ ପାଇଁ ଓ ଜାତୀୟ କଂଗ୍ରେସ ନେତା ଭାବେ ୧୯୫୫ରୁ ୧୯୬୧ ଯାଏଁ ଦେଶଦ୍ରୋହ ପାଇଁ ଅଭିଯୁକ୍ତ ହୋଇଥିଲେ ମଧ୍ୟ ଶେଷରେ ନିର୍ଦ୍ଦୋଷ ସାବ୍ୟସ୍ତ ହୋଇଥିଲେ । ଯଦିଓ ଆନ୍ଦୋଳନ ଆରମ୍ଭରେ ସେ ଅହିଂସା ନୀତିରେ ବିଶ୍ୱାସ ରଖିଥିଲେ; କିନ୍ତୁ ସାଉଥ ଆଫ୍ରିକାନ କମ୍ୟୁନିଷ୍ଟ ପାର୍ଟି ସହ ମିଶି ୧୯୬୧ରେ "ଉମଖୋଂତ ୱେ ସିଜୱେ" ନାମରେ ଏକ ସଶସ୍ତ୍ର ବାହିନୀ ଗଠନ କରି, ସରକାର ବିରୁଦ୍ଧରେ ବହୁ ବୋମାମାଡ଼ର ନେତୃତ୍ୱ ନେଇଥିଲେ । ୧୯୬୨ ମସିହାରେ ଗଣସଂହାର ଓ ଅନ୍ତର୍ଘାତୀ କାର୍ଯ୍ୟପାଇଁ ଦୋଷୀ ସାବ୍ୟସ୍ତ ହୋଇ ରିଭିନିଆ ଶୁଣାଣୀରେ ଆଜୀବନ କାରାବାସ ପାଇଁ ଦଣ୍ଡ ପାଇଥିଲେ । ରଙ୍ଗଭେଦ ନୀତି ଓ ଅପାର୍ଥିଡ଼ ବିରୋଧରେ ଲଢ଼ି ସେ ନିଜ ଜୀବନକାଳର ୨୭ ବର୍ଷ କାଳ ରୋବେନ ଦ୍ୱୀପର କାରାଗାର, ପୋଲ୍ସମୁର କାରାଗାର ଓ ଭିକ୍ଟର ଭର୍ଷ୍ଟର କାରାଗାରରେ କଟାଇଥିଲେ । ତାଙ୍କୁ ମୁକ୍ତ କରିବା ପାଇଁ ଆନ୍ତର୍ଜାତିକ ଚାପ ବଢ଼ିବାରୁ ୧୯୯୦ରେ ଛାଡ଼ ପାଇଥିଲେ । ଜାତୀୟ କଂଗ୍ରେସର ସଭାପତି ଥିବା ସମୟରେ ମଣ୍ଡେଲା ନିଜର ଆତ୍ମଜୀବନୀ ପ୍ରକାଶ କରିଥିଲେ ଓ ତତକାଳୀନ ରାଷ୍ଟ୍ରପତି ଏଫ.ଡବଲ୍ୟୁ.
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ସୁରେନ୍ଦ୍ର ସାଏ (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । ଏହା ସ୍ୱାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଇଲିୟାନା ଡି' କ୍ରୁଜ (ଜନ୍ମ ୧ ନଭେମ୍ବର ୧୯୮୭) ଜଣେ ଭାରତୀୟ ଅଭିନେତ୍ରୀ ଯିଏକି, ମୂଖ୍ୟତଃ ତେଲୁଗୁ ଚ୍ଚଳଚ୍ଚିତ୍ରରେ ଅଭିନୟ କରନ୍ତି। ସେ ନିଜ ଭବିଷ୍ୟତ ମଡେଲିଂରୁ ଆରମ୍ଭ କରିଥିଲେ ଏବଂ ୨୦୦୬ ମସିହାରେ ସେ ବାୟ ବି ଏସ୍ ଚୌଧୁରୀଙ୍କ ଦେବଦାସୁରୁ ନିଜ ଚ୍ଚଳଚ୍ଚିତ୍ର ଭବିଷ୍ୟତ ଆରମ୍ଭ କରିଥିଲେ। ଏହାପରେ ସେ ପୋକ୍କିରୀ(୨୦୦୬), ଜଲସା(୨୦୦୮) ଓ କିକ୍ରେ ଅଭିନୟ କରି ବ୍ୟବସାୟିକ ସଫଳତା ପାଇଥିଲେ। ପରେ ସେ ନିଜକୁ ତେଲୁଗୁ ସିନେମାର ଅଗ୍ରଣୀ ଅଭିନେତ୍ରୀ ରୂପେ ପ୍ରମାଣିତ କରିଥିଲେ।କେଡି ଚ୍ଚଳଚ୍ଚିତ୍ରରେ ଅଭିନୟ କରି ସେ ତାମିଲ ଚ୍ଚଳଚ୍ଚିତ୍ରରେ ପାଦ ଦେଇଥିଲେ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଏକ ଇଣ୍ଡୋ-ଆର୍ଯ୍ୟ ଭାରତୀୟ ଭାଷା । ଏହା ଭାରତର ଓଡ଼ିଶାରେ ସର୍ବାଧିକ ବ୍ୟବହୃତ ଓ ମୁଖ୍ୟ ସ୍ଥାନୀୟ ଭାଷା ଏବଂ ୯୧.୮୫% ଲୋକଙ୍କଦ୍ୱାରା କଥିତ । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ସୁନାବେଡ଼ା କୋରାପୁଟ ଜିଲ୍ଲାର ଏକ ସହର। କୋରାପୁଟଠାରୁ ଏହା ୧୮ କି.ମି. ଦୂରରେ ଅବସ୍ଥିତ। ଏଠାରେ ମିଗ୍ ୨୨ ଓ ସୁଖୋଇ ଯୁଦ୍ଧ ବିମାନ ଇଂଜିନ ଓ ଯନ୍ତ୍ରାଂଶ ତିଆରି କାରଖାନା ଅବସ୍ଥିତ। ଏହି ନଗରୀଟି ଋଷୀୟ ପ୍ରଣାଳୀରେ ନିର୍ମିତ ଓ ଖୁବ୍ ମନଲୋଭା। ପିଲାମାନଙ୍କପାଇଁ ଉଦ୍ଦିଷ୍ଟ ଶିଶୁ ଉଦ୍ୟାନ ଓ ମୃଗ ବିହାରଏଠାକାର ମୁଖ୍ୟ ଆକର୍ଷଣ।ସମୁଦ୍ର ପତନଠାରୁ ଏହା ୩୦୦୦ ଫୁଟ୍ ଉପରେ ଅବସ୍ଥିତ. ଏହାର୍ ଜଳବାୟୁ ଅତିବ ମନୋରମ ଏବଂ ସ୍ୱାସ୍ଥ୍ୟ ଅନୁକୁଳ । ଯଦିଓ ହାଲ୍ ବିମାନ୍ କାରଖାନା ଏଠାକାର ମୁଖ୍ୟ ପରିଚୟ, ଏଠାରେ ବର୍ତ୍ତମାନ୍ ଏକ କେନ୍ଦ୍ରିୟ ବିଶ୍ୱବିଦ୍ୟାଳୟ ସ୍ଥାପନ ହୋଇଛି । ଆହୁରି ମଧ୍ୟ ଏଠାରେ ସି.ଆର୍.ପି.ଏଫ୍ କୋବ୍ରା ବାଟାଲିୟନ୍ ମୁଖ୍ୟାଳୟ ଏବ୍ଂ ନାଭାଲ୍ ଆର୍ମାମେଣ୍ଟ ଡିପୋ ରହିଛି .
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଆଲେକଜ୍ୟାଣ୍ଡର ତୃତୀୟ ବା ଆଲେକଜ୍ୟାଣ୍ଡର ଦି ଗ୍ରେଟ ପ୍ରାଚୀନ ଗ୍ରୀସର ମାସିଡୋନିଆର ସମ୍ରାଟ ଥିଲେ । ମାତ୍ର ୩୦ ବର୍ଷ ବୟସରେ ସେ ବିଶାଳ ସାମ୍ରାଜ୍ୟର ଅଧିକାରୀ ହୋଇପାରିଥିଲେ । ତାଙ୍କୁ ୧୬ ବର୍ଷ ହୋଇଥିବା ବେଳେ ଥ୍ରାସିଆନ୍ ବିଦ୍ରିହ ଦେଖାଯାଇଥିଲା । ଏହାକୁ ଦମନ କରିବା ପାଇଁ ତାଙ୍କୁ ଦାୟିତ୍ୱ ଦିଆଗଲା । ସେତେବେଳେକୁ ଫିଲିପ୍ ବାହାରେ ଥିଲେ । ଆଲେକ୍ଜାଣ୍ଡାର ବିଦ୍ରୋହକୁ ଦମନ କରିବା ସହିତ ବିଦ୍ରୋହୀଙ୍କ ଗଡ଼ ଭାବେ ପରିଚିତ ସ୍ଥାନ ଦଖଲ କରି ଏହାକୁ ଆଲେକ୍ଜାଣ୍ଡ୍ରାପଲିସ ନାମରେ ନାମିତ କରିଥିଲେ ।
ସ୍ପେନ, (ଅଧିକାରିକ ଭାବେ ସ୍ପେନର ରାଜତନ୍ତ୍ର) ମୁଖ୍ୟତଃ ଦକ୍ଷିଣ-ପୂର୍ବ ଇଉରୋପରେ ଥିବା ଏକ ଦେଶ। ଏହା ପ୍ରାୟତଃ ଇବେରିୟ ପ୍ରାୟଦ୍ୱୀପରେ ଅବସ୍ଥିତ ଏବଂ ଏହାର ଦୁଇଟି ଆଫ୍ରିକୀୟ ପରୀକ୍ଷେତ୍ର ଅଛି (ଯଥା କେଉଟା ଏବଂ ମେଇଆ) । ଏହାର ଏକ ଦ୍ୱୀପକୁଞ୍ଜ (କନାରୀ ଦ୍ବୀପ) ଆଫ୍ରିକୀୟ ତଟଠାରୁ ୧୦୦ କିମି ଦୂରତାରେ ଅବସ୍ଥିତ ଏବଂ ଅନ୍ୟ ଏକ ଦ୍ୱୀପକୁଞ୍ଜ (ବାଲେଆରିକ ଦ୍ବୀପ) ମଧ୍ୟ ସାଗରରେ ଅବସ୍ଥିତ । ଏହା ହେଉଛି ଏକ ମାତ୍ର ଇଉରୋପୀୟ ଦେଶ ଯିଏ ଆଫ୍ରିକା ସହିତ ଏକ ଭୌତିକ ସୀମା ଭାଗ କରେ । ଅଲବୋରାନ ସାଗରରେ ଅବସ୍ଥିତ ଅନେକ ଦ୍ବୀପ ମଧ୍ୟ ଏହି ଦେଶର ଅଂଶ ଅଟନ୍ତି । ସ୍ପେନର ମୁଖ୍ୟଭୂମି ଉତ୍ତରରେ ଫ୍ରାନ୍ସ , ପଶ୍ଚିମରେ ପର୍ତ୍ତୁଗାଲ ଏବଂ ଦକ୍ଷିଣରେ ଇଂଲଣ୍ଡ ସହିତ ଭୌତିକ ସୀମା ଭାଗ କରେ । ଏହା ଦକ୍ଷିଣ ଏବଂ ପୂର୍ବରେ ଭୂମଧ୍ୟ ସାଗରଦ୍ୱାରା ଘେରି ହୋଇ ଅଛି କେବଳ ଗୋଟେ ଛୋଟ ଭୂମି ସୀମାକୁ ଛାଡି଼ଦେଲେ (ଜିବ୍ରାଲଟାର) ଯାହାକି ଏକ ଇଂରେଜ କ୍ଷେତ୍ର ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
କୋଲା କାଣ୍ଡା (କୋଲା କାନ୍ଧା, କୋଲା କେଣ୍ଡା) (ସିଂହଳ: කොළ කැඳ) ଏକ ପାରମ୍ପାରିକ ହର୍ବାଲ୍ କାଞ୍ଜି କିମ୍ବା ଦଲିଆ ଅଟେ ଯାହା ମୁଖ୍ୟତଃ, କଞ୍ଚା ଚାଉଳ, ନଡିଆ କ୍ଷୀର ଏବଂ ଔଷଧୀୟ ଗୁଣ ଥିବା ମୂଲ୍ୟବାନ ପତ୍ରର ସବୁଜ ରସରୁ ପ୍ରସ୍ତୁତ ହୋଇଥାଏ । କେଉଁ ପ୍ରକାରର ରୋଗକୁ ରୋକିବା କିମ୍ବା ଆରୋଗ୍ୟ କରିବାକୁ ଚେଷ୍ଟା କରାଯାଉଛି ତାକୁ ମୁଖ୍ୟତଃ ଧ୍ୟାନରେ ରଖି ପତ୍ରମାନଙ୍କ ମଧ୍ୟରୁ ଗୋଟୁକୋଲା, କରପିଞ୍ଚା, ଭେଲ୍ପେନେଲା, ଇରାମୁସୁ, ହଟାବରିୟା, ପୋଲପାଲା କିମ୍ବା ରାଣାୱାରା ଅନ୍ତର୍ଭୁକ୍ତ କରାଯାଇପାରେ । ହର୍ବାଲ ପତ୍ରର ତିକ୍ତତାକୁ ହ୍ରାସ କରିବା ପାଇଁ ଏଥିରେ ସାଧାରଣତଃ ଗୁଡ଼ କିମ୍ବା ଲେମ୍ବୁ ରସ ମିଶାଇ ବ୍ୟବହାର କରାଯାଏ । ଏହା ସାଧାରଣତଃ ଜଳଖିଆ ଖାଇବା ସମୟରେ ଗରମ ପରିବେଷଣ କରାଯାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଇତିହାସରେ ହୋଇଥିବା ସୁନାମି ଗୁଡ଼ିକର ତାଲିକା
ଏହି ପ୍ରସଙ୍ଗରେ ଐତିହାସିକ ସୁନାମି ଗୁଡ଼ିକୁ ସେମାନଙ୍କ ଉତ୍ପତ୍ତି ସମୟ ଅନୁଯାୟୀ ତାଲିକା ଭୁକ୍ତ କରାଯାଇଅଛି ।