ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଓଡ଼ିଶାରେ ଘରର ପୂର୍ବଜମାନଙ୍କୁ ବଡ଼ବଡ଼ିଆ ବା ବଡ଼ବଡ଼ୁଆ ବୋଲି କୁହାଯାଇଥାଏ । ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ଅନୁସାରେ ଆପଣାର ମୃତ ପୂର୍ବପୁରୁଷଗଣଙ୍କୁ ବଡ଼ବଡ଼ିଆ କୁହାଯାଏ । ଏହି ଗ୍ରନ୍ଥ ଅନୁସାରେ ବଡ଼ବଡ଼ିଆ ଶବ୍ଦର ଅନ୍ୟ ଏକ ଅର୍ଥ ହେଲା ହାଣ୍ଡିଶାଳରେ ରଚିତ ପୂର୍ବପୁରୁଷମାନଙ୍କର କଳ୍ପିତ ପ୍ରତିମା । ଦୀପାବଳୀ ବା କାର୍ତ୍ତିକ ମାସର ଅମାବାସ୍ୟା ଦିନ ଲୋକେ କାଉଁରିଆ କାଠି ଜାଳି ତାହାର ଆଲୋକକୁ ଆକାଶକୁ ଦେଖାନ୍ତି ଯାହାଦ୍ୱାରା ପିତୃପୁରୁଷଙ୍କ ପଥ ଆଲୋକିତ ହୁଏ ବୋଲି ବିଶ୍ୱାସ ରହିଛି ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ , କୋଶଳ , କୋଙ୍ଗଦ , ଉଡ୍ର ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ରଙ୍ଗବତୀ (ରଙ୍ଗବତୀ କନକଲତା ନାମରେ ମଧ୍ୟ ଜଣା), ଓଡ଼ିଶାର ଏକ ଲୋକଗୀତ । ଏହା ପ୍ରଥମେ ଅଲ ଇଣ୍ଡିଆ ରେଡ଼ିଓ ପାଇଁ ସତୁରି ଦଶକର ମଝି ଆଡ଼କୁ ରେକର୍ଡ଼ କରାଯାଇଥିଲା । ଜଣାଶୁଣା ହେବା ପରେ କଲିକତାର ଏକ ରେକର୍ଡ଼ କମ୍ପାନି ୧୯୭୬ରେ ଏହାକୁ ରେକର୍ଡ଼ କରିଥିଲା । କିଛି ଅସୁବିଧା ସକାଶେ ରେକର୍ଡ଼ ବିତରଣ କିଛି କାଳ ରୋକାଯାଇଥିଲେ ହେଁ ପରେ ୧୯୭୮-୧୯୭୯ରେ ଏହା ବିତରିତ ହୋଇଥିଲା ।
କାଳୀ ଦଶମହାବିଦ୍ୟା ମଧ୍ୟରୁ ଅନ୍ୟତମ ଓ ଦେବୀ ଦୁର୍ଗାଙ୍କର ଶକ୍ତିଶାଳୀ ସ୍ୱରୂପ। କାଳରୂପୀ ଶିବଙ୍କର ଶକ୍ତି କାଳୀ ନାମରେ ମଧ୍ୟ ପରିଚିତା । ଚଣ୍ଡାସୁର ବଧ ସମୟରେ ଏହାଙ୍କର ଉତ୍ପତ୍ତି, ଏ ରକ୍ତବୀଜର ରକ୍ତ ପାନ କରିଥିଲେ । ଦକ୍ଷଯଜ୍ଞ ସମୟରେ ସତୀ ଏହି ମୂର୍ତ୍ତି ଧାରଣ କରିଥିଲେ । ମା’ କାଳୀ ସ୍ୱରୂପରେ ଭୟଙ୍କର କୃଷ୍ଣକାୟା, ଚତୁର୍ଭୁଜା, ନଗ୍ନା, ଲୋଳଜିହ୍ୱା (ଲହକା ଜିଭ), ମୁଣ୍ଡମାଳାଧାରିଣୀ । ତାଙ୍କର ଗୋଟିଏ ହାତ ଛିନ୍ନ-ମସ୍ତକ (ନରମୁଣ୍ଡ ବା ଖପର) ଧାରିଣୀ, ଅନ୍ୟଟି ଖଡ୍ଗ (ଖଣ୍ଡା)ରେ ଶୋଭିତ, ତୃତୀୟଟି ତ୍ରିଶୁଳ ଧାରଣ କରି ପାପୀ ରାକ୍ଷସମାନଙ୍କ ମଧ୍ୟରେ ଭୟ ସୃଷ୍ଟି କରେ ଏବଂ ଚତୁର୍ଥଟି ଭକ୍ତମାନଙ୍କୁ ଅଭୟ ମୁଦ୍ରାରେ ଆଶ୍ୱାସନା ଓ ଆଶୀର୍ବାଦ ଦେଇଥାଏ । ଭୀଷଣ ଭୟଙ୍କର ରୂପରେ ସେ ଶିବଙ୍କ ଉପରେ ଦଣ୍ଡାୟମାନା ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ବିଶ୍ୱନାଥ କର, ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା, (୨୪ ଡିସେମ୍ବର ୧୮୬୪–୧୯ ଅକ୍ଟୋବର ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ । ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ "ରାୟ ବାହାଦୁର" ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ ବିବିଧା ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ । ପୁସ୍ତକଟି ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ ଉତ୍କଳ ସାହିତ୍ୟରେ ପୂର୍ବରୁ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଘାସିରାମ ମାଝି (୧୭ ଜୁଲାଇ ୧୯୨୪ - ୨୩ ଅପ୍ରେଲ ୧୯୯୭) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସାତ ଥର କାର୍ଯ୍ୟ କରିଥିଲେ । ୧୯୫୭, ୧୯୬୧, ୧୯୭୧, ୧୯୭୭, ୧୯୮୫, ୧୯୯୦ ଓ ୧୯୯୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ନୂଆପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୨ୟ, ୩ୟ, ୫ମ, ୭ମ, ୯ମ, ୧୦ମ ଓ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍ବୁଲ୍ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରିୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ଶିବ ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଆଜନ୍ମ ସିଫିଲିସ ହେଉଛି ସିଫିଲିସ ରୋଗଗ୍ରସ୍ତ ଜଣେ ମହିଳା ବିନା ଚିକିତ୍ସାରେ ଗର୍ଭଧାରଣ ସମୟରେ ନିଜ ଶିଶୁକୁ ସଂକ୍ରମିତ କରେଇଥାଏ । ଜନ୍ମ ପୂର୍ବରୁ ଶିଶୁର ସ୍ୱଳ୍ପ ଅଭିବୃଦ୍ଧି ବା ମୃତ୍ୟୁ ହୁଏ ଯଦିଓ କେତେକଙ୍କର କୌଣସି ଚିହ୍ନ ନଥାଏ । ବୈଶିଷ୍ଟ୍ୟଗୁଡ଼ିକ ବ୍ୟାପକ ଭାବରେ ଭିନ୍ନ ହୋଇଥାଏ ଏବଂ ସେମାନେ ୨ ବର୍ଷ ବୟସ ପୂର୍ବରୁ କିମ୍ବା ପରେ ଉପସ୍ଥାପିତ ଅନୁସାରେ ବିଭକ୍ତ ହୋଇପାରେ । ସାଧାରଣତ ଜୀବନର ପ୍ରଥମ କିଛି ସପ୍ତାହରେ କୌଣସି ଚିହ୍ନ ନଥାଏ ଯଦିଓ ଶିଶୁମାନେ ଛୋଟ ଏବଂ ଚିଡ଼ଚିଡ଼ା ସ୍ୱଭାବର ହୋଇପାରନ୍ତି । ବୈଶିଷ୍ଟ୍ୟରେ ଜ୍ୱର, ଦାଗ, ବଡ଼ ଯକୃତ ଓ ପ୍ଲୀହା ଏବଂ କଫ, ନାକରୁ ପାଣି ବୋହିବା କିମ୍ବା ହାଡ଼ ତଥା ଗଣ୍ଠି ଯନ୍ତ୍ରଣା ହୋଇପାରେ । ପିଲାର ହଳଦିଆ ଚର୍ମ ଏବଂ ଆଖି, ବଡ଼ ଗ୍ରନ୍ଥି, ନିମୋନିଆ, ମେନିଞ୍ଜାଇଟିସ୍, ଯୌନାଙ୍ଗରେ କଣ୍ଡାଇଲୋମା ଲାଟା, ବଧିରତା କିମ୍ବା ଅନ୍ଧତ୍ୱ ହୋଇପାରେ । ଚିକିତ୍ସା ହୋଇନଥିବା ଶିଶୁମାନଙ୍କର ନାକ, ଗୋଡ଼, କପାଳ, କଲାର ହାଡ, ହନୁ ହାଡ଼ କିମ୍ବା ଗାଲର ହାଡ଼ର ବିକଳାଙ୍ଗ ହୋଇପାରନ୍ତି । ତାଳୁରେ ଏକ ଛିଦ୍ର ବା ଉଚ୍ଚ ତାଳୁ, ଗଣ୍ଠି ରୋଗ ଏବଂ ବୌଦ୍ଧିକ ଅକ୍ଷମତା ହୋଇପାରେ । ଉଭୟ ପ୍ରାରମ୍ଭ ଏବଂ ବିଳମ୍ବିତ ପର୍ଯ୍ୟାୟରେ ବାତ ଏବଂ କ୍ରାନିଆଲ୍ ସ୍ନାୟୁ ପାରାଲିସିସ ହୋଇପାରେ । ପ୍ରସବ ସମୟରେ ପ୍ଲାସେଣ୍ଟା ଅତିକ୍ରମ କରିବା ପରେ କିମ୍ବା ଜନ୍ମ ସମୟରେ ସିଫିଲିଟିସ ଘା’ର ସଂସ୍ପର୍ଶରେ ଆସିବାଦ୍ୱାରା ଏହା ଜୀବାଣୁ ଟ୍ରେପୋନାମା ପାଲିଡମର ଏକ ପ୍ରଜାତି ପାଲିଡମଦ୍ୱାରା ସଂକ୍ରମିତ ହୋଇଥାଏ । ସ୍ତନ୍ୟପାନ ସମୟରେ ଏହା ସଂକ୍ରମିତ ହୁଏ ନାହିଁ ଯଦି ମାତାର ସ୍ତନରେ ସିଫିଲିଟିକ୍ ଘା’ ନଥାଏ । ଗର୍ଭାବସ୍ଥାରେ ଅଣ-ପର୍ଯ୍ୟାପ୍ତ ସ୍କ୍ରିନିଂ ଏବଂ ଚିକିତ୍ସା ହେତୁ ଅଧିକାଂଶ ଘଟଣା ଘଟିଥାଏ | ଯଦି ରାସ (ପିତ୍ତିକା) ଏବଂ ଶ୍ଳେଷ୍ମା ସ୍ରାବ ଥାଏ ତେବେ ଶିଶୁ ଅତ୍ୟଧିକ ସଂକ୍ରାମକ ହୁଏ । ମା’ଙ୍କ ରକ୍ତ ପରୀକ୍ଷା ଏବଂ ଅଲଟ୍ରାସାଉଣ୍ଡ ପରୀକ୍ଷଣରୁ ଏହି ରୋଗ ସନ୍ଦେହ କରାଯାଇପାରେ । ଶିଶୁର ପରୀକ୍ଷଣରେ ରକ୍ତ, ସିଏସଏଫ CSF ଏବଂ ମେଡିକାଲ ଇମେଜିଙ୍ଗ କରାଯାଇପାରେ । ଅନୁସନ୍ଧାନରେ ରକ୍ତହୀନତା, କମ୍ ପ୍ଲାଟେଲେଟ, କମ୍ ଶର୍କରା, ପରିସ୍ରାରେ ପ୍ରୋଟିନ୍ କିମ୍ବା କମ ଥାଇରଏଡ଼ ପ୍ରକାଶ ପାଇପାରେ । ପ୍ଲାସେଣ୍ଟା ବଡ଼ ଏବଂ ଫିକା ଦେଖାଯାଏ | ଅନ୍ୟାନ୍ୟ ଅନୁସନ୍ଧାନରେ ଏଚ୍.ଆଇ.ଭି.
କ୍ଲୋମିଫିନ (ଇଂରାଜୀ ଭାଷାରେ Clomifene, ଅନ୍ୟ ପ୍ରକାର ଲେଖାଯାଏ clomiphene) ଏକ ଔଷଧ ଯାହା ଡିମ୍ବକ୍ଷରଣ ନହେବା (do not ovulate) ଯୋଗୁ ବନ୍ଧ୍ୟା (infertility) ହୋଇଥିବା ମହିଳାଙ୍କର ଚିକିତ୍ସାରେ ଦିଆଯାଏ । ବିଶେଷତଃ ପଲିସିସ୍ଟିକ ଓଭାରି ସିଣ୍ଡ୍ରୋମ (polycystic ovary syndrome ଥିଲେ ଏହି ଔଷଧ ଦିଆଯାଏ । ଏହା ଯୋଗୁ ଯାଆଁଳା (twins) ପିଲା ହେବା ସଂଭାବନା ଅଧିକ ଥାଏ । ଦିନକୁ ଥରେ ଏହି ଔଷଧ ପାଟିରେ ଦିଆଯାଏ ।
ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.
ମଲାଲା ୟୁସୁଫଜାଇ ପାକିସ୍ତାନର ଖାଇବର ପାଖନତୁଆ ପ୍ରଦେଶର ସ୍ୱାତ୍ ଜିଲ୍ଲାରେ୧୯୯୭ ମସିହା ଜୁଲାଇ ୧୨ତାରିଖରେ ଜନ୍ମ ହୋଇଥିଲେ ।ତାଙ୍କର ଡାକନାମ ଗୁଲ୍ ମାକାଇ । ପାକିସ୍ତାନର ଏହି ୧୫ ବଷୀୟ କୁନି ବାଳିକା ନିଜର ସାହାସୀ ମନୋଭାବ ତଥା ନିଜ ଅଞ୍ଚଳର ବାଳିକାମାନଙ୍କ ଶିକ୍ଷା ଅଧିକାର ପାଇଁ ଆତଙ୍କବାଦୀମାନଙ୍କ ବିରୁଦ୍ଧରେ ଲଢେଇକରି ସାରା ବିଶ୍ୱରେ ପ୍ରସିଦ୍ଧି ପାଇଛି । ତାଙ୍କର ତ୍ୟାଗ ଓ ଅଦମ୍ୟ ସାହାସିକତା ପାଇଁ ୨୦୧୩ ନୋବେଲ ଶାନ୍ତି ପୁରସ୍କାର ମନୋନୟନରେ ତାର ନାମ ସ୍ଥାନ ପାଇଛି।ତାଙ୍କର ସାହସକୁ ସମଗ୍ର ବିଶ୍ୱ ସମ୍ମାନ ଦେଉଛି।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ଛ ମାଣ ଆଠ ଗୁଣ୍ଠ ୧୮୯୭ ମସିହାରେ ଫକୀର ମୋହନ ସେନାପତିଙ୍କ ରଚିତ ଏକ ଓଡ଼ିଆ ଉପନ୍ୟାସ । ଏହା ପ୍ରଥମେ ଏକ ଧାରାବାହିକ ଭାବରେ ଉତ୍କଳ ସାହିତ୍ୟ ପତ୍ରିକାରେ ପ୍ରକାଶିତ ହୋଇଥିଲା । ଫକୀର ମୋହନ ଏହାକୁ "ଧୂର୍ଜଟୀ" ଛଦ୍ମନାମରେ ପ୍ରକାଶ କରାଇଥିଲେ । ସେତେବେଳର ଓଡ଼ିଶାର ସାଧାରଣ ଜୀବନ ଉପରେ ଆଧାରିତ ଏହା ଏକ ବାସ୍ତବଧର୍ମୀ ଉପନ୍ୟାସ ଥିଲା । ୧୯୮୬ରେ ପାର୍ବତୀ ଘୋଷ ଏହି ଉପନ୍ୟାସକୁ ଆଧାର କରି ସମାନ ନାମରେ ଏକ ଓଡ଼ିଆ ଚଳଚ୍ଚିତ୍ର ନିର୍ମାଣ କରିଥିଲେ ।
ଲିପି ଜଣେ ଓଡ଼ିଆ ଆଲବମ ଏବଂ କଥାଚିତ୍ର ଅଭିନେତ୍ରୀ । ମୁଁ ବିନା ଘୁଙ୍ଗୁରରେ ନାଚିବି ଆଲବମ୍ ଜରିଆରେ ଆଲବମ୍ ଦୁନିଆରେ ପ୍ରଥମ ଅଭିନୟ ଆରମ୍ଭ କରିଥିଲେ । ସେ ପାଖାପାଖି ୩୦୦୦ଟି ଆଲବମ୍ରେ ଅଭିନୟ କରିଥିଲେ । ୨୦୦୫ରେ ପ୍ରଶାନ୍ତ ନନ୍ଦ ଙ୍କ ନିର୍ଦ୍ଦେଶିତ ଓମ୍ ଶାନ୍ତି ଓମ୍ ଚଳଚ୍ଚିତ୍ରରେ ଲିପି ପ୍ରଥମେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ Jayaprakash Mohanty ଙ୍କ ନିର୍ଦ୍ଦେଶିତ ବ୍ୟାଡ଼୍ ଗାର୍ଲ 'ତୁ ମୋରି ପାଇଁ' ଚଳଚ୍ଚିତ୍ରରେ ନାୟିକା ଭାବରେ ଅଭିନୟ କରିଥିଲେ । ପରେ Daddy, Galpa Nuhe Alpa Dinara, Mimansa ଭଳି ଚଳଚ୍ଚିତ୍ର ରେ ମୁଖ୍ୟ ନାୟିକା ଭାବେ ଅଭିନୟ କରିଛନ୍ତି। ଲିପି ଅନୁଭବ ମହାନ୍ତି ଙ୍କ ଠାରୁ ଆରମ୍ଭ କରି ଆକାଶ ଦାସ ନାୟକ ଭଳି ବରିଷ୍ଠ କଳାକାର ଙ୍କ ସହିତ ଅଭିନୟ କରିଛନ୍ତି।
ନୂଆଖାଇ (ନୂଆଁଖାଇ ବା ନବାନ୍ନ ଭାବେ ମଧ୍ୟ ଜଣା) ଓଡ଼ିଶାର ପଶ୍ଚିମାଞ୍ଚଳର ଏକ ପାରମ୍ପରିକ ପର୍ବ । ନୂଆଖାଇ ଧାନ ଅମଳର ଖୁସିର ପାଳନ କରିବା ନିମନ୍ତେ କରାଯାଇଥାଏ । ପାଞ୍ଜି ଅନୁସାରେ ଏହା ଭାଦ୍ରବ ମାସର ଶୁକ୍ଳ ପଞ୍ଚମୀ ତିଥିରେ (ଗଣେଶ ଚତୁର୍ଥୀର ପରଦିନ) ପାଳିତ ହୋଇଥାଏ । ଏହି ଦିନ ପ୍ରତି ଗ୍ରାମର ପରିବାର ମାନେ ନିଜ ନିଜ ଘରେ ନୂଆଁ ଧାନ୍ କେ ଗଛ ରୁ ସଗ୍ରହ କରି ଢ଼ିଙ୍କି ରେ କୁଟି ତାକୁ ଭାଜି ଗୁଡ଼ ମିଶାଇ ଚୁରା କୁଣା ବନେଇ କରି ପ୍ରସାଦ ଲାଗିଥାଏ ଇଷ୍ଟଦେବୀ ମାଁ ସମଲେଶ୍ଵରୀ ଙ୍କଠାରେ କ୍ଷୀରି ରାନ୍ଧିବା ସହ ଯୁଗ୍ମ ପରିବାରରେ ତଥା ସମଗ୍ର ଗ୍ରାମରେ ସାମୁହିକ ଭାବେ ମଧ୍ୟ ରାନ୍ଧିଥାନ୍ତି । ଏହି କ୍ଷୀରି "ନବାନ୍ନ" ବା "ନବାର୍ଣ୍ଣ" ନାମରେ ଜଣା । ଗ୍ରାମର ଦେହୁରୀ ସେହି ନବାନ୍ନକୁ ପୂର୍ବଜମାନଙ୍କୁ ଅର୍ପଣ କରିଥାନ୍ତି ଆଉ ଭୋଗ ରୂପେ ସମସ୍ତଙ୍କୁ ବାଣ୍ଟିଥାନ୍ତି । ନୂଆଖାଇ ପାଳନ ପରଦିନ "ନୂଆଖାଇ ବାସି" ପାଳନ ହୁଏ ଓ ଏହିଦିନ ବଳକା ନୂଆନ୍ନ, କ୍ଷୀରି-ପିଠା ଖିଆହେବା ସହ ମାଂସ ରନ୍ଧାଯାଇଥାଏ । ବାସି ପରଦିନ "ତିଆସି" ପାଳନ ହୁଏ ଓ ଏହିଦିନ ଗ୍ରାମବାସୀମାନେ ମାଂସ ସମେତ ବିଭିନ୍ନ ଖାଦ୍ୟ ଓ ମଦ ଖିଆପିଆ ଓ ପାରମ୍ପାରିକ ଖେଳ (ଯଥା ଡୁଡୁ, ଖୋଖୋ, ବାଡ଼ି-ଖିଚା, କୁସ୍ତି) ଖେଳି ସମୟ ଅତିବାହିତ କରିଥାନ୍ତି ।
କାହ୍ନୁଚରଣ ମହାନ୍ତି (୧୧ ଅଗଷ୍ଟ ୧୯୦୬–୬ ଅପ୍ରେଲ ୧୯୯୪) ଜଣେ ଭାରତୀୟ ଓଡ଼ିଆ ଔପନ୍ୟାସିକ ଥିଲେ । ୧୯୩୦ରୁ ୧୯୮୫ ପର୍ଯ୍ୟନ୍ତ ଛଅ ଦଶନ୍ଧିର ସାହିତ୍ୟ ରଚନା କାଳ ମଧ୍ୟରେ ସେ ୫୬ଟି ଉପନ୍ୟାସ ରଚନା କରିଥିଲେ । ତାଙ୍କର କେତେକ ଜଣାଶୁଣା ଉପନ୍ୟାସ ମଧ୍ୟରେ କା, ବାଲିରାଜା, ଶାସ୍ତି, ହା' ଅନ୍ନ, ଝଞ୍ଜା, ଶର୍ବରୀ, ତମସା ତୀରେ ଅନ୍ୟତମ । ୧୯୫୬ ମସିହାରେ ପ୍ରକାଶିତ ଉପନ୍ୟାସ କା ପାଇଁ ସେ ୧୯୫୮ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ଏବଂ ସେ ସାହିତ୍ୟ ଏକାଡେମୀର ଫେଲୋ ମଧ୍ୟ ହୋଇଥିଲେ । ତାଙ୍କୁ "ଓଡ଼ିଶୀର ଅନ୍ୟତମ ଲୋକପ୍ରିୟ ଉପନ୍ୟାସକାର" ଭାବରେ ବିବେଚନା କରାଯାଏ । ପ୍ରସିଦ୍ଧ ସାହିତ୍ୟିକ ଗୋପୀନାଥ ମହାନ୍ତି ଥିଲେ ତାଙ୍କର ସାନ ଭାଇ । ୧୯୯୪ ମସିହା ଏପ୍ରିଲ ୬ ତାରିଖରେ ୮୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିଲା ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବିମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।
ଓଡ଼ିଆ ଭାଗବତ ୧୪ଶ ଶତାବ୍ଦୀରେ ଜଗନ୍ନାଥ ଦାସଙ୍କ ରଚିତ ଏକ ଓଡ଼ିଆ ପଦ୍ୟାବଳୀ । ପ୍ରଥମେ ଏହା ତାଳପତ୍ର ପୋଥିରେ ଲେଖାଯାଇଥିଲା । ପରେ ସେହି ପୋଥିମାନଙ୍କୁ ଏକାଠି କରି ଛପା ବହି ଆକାରରେ ପ୍ରକାଶକରାଗଲା । ଓଡ଼ିଶାରେ ପାରମ୍ପାରିକ ଭାବେ ଭାଗବତ ଭାଗବତ ଟୁଙ୍ଗି, ଭାଗବତ ଗାଦି ବା ଭାଗବତ ଗୋସାଇଁ ଆଦିରେ ସାମୁହିକ ପଠନ ପାଇଁ ରହିଥିଲା । ସେଠାରେ ସଞ୍ଜ ଦେବା ପରେ ଭାଗବତ ବୋଲାଯାଉଥିଲା । ପରେ ଭାଗବତ ଟୁଙ୍ଗିର ସଂଖ୍ୟା କମିଯିବା ପରେ ଏହା ଓଡ଼ିଆ ଘରମାନଙ୍କରେ ସାମୁହିକ ବଦଳରେ ଏକକ ଭାବେ ବୋଲାଯାଇଥାଏ । ଜଗନ୍ନାଥଙ୍କ ପାଖରେ ମଧ୍ୟ ଭାଗବତ ପଢ଼ାଯାଏ । ଭାଗବତ ଓଡ଼ିଆ ହିନ୍ଦୁ ଘରେ ସନ୍ତାନ ଜନ୍ମହେବା ପରେ ଏନ୍ତୁଡ଼ିଶାଳରେ ଏବଂ ମୁମୂର୍ଷୁର ଶେଯ ପାଖରେ ପଢ଼ାଯାଏ । ଆଗରୁ ବସନ୍ତ ଓ ହଇଜା ଆଦି ରୋଗ ଓ ଗ୍ରାମର ଅନିଷ୍ଟ ଦୂର ପାଇଁ ଭାଗବତ ପାଠ କରାଯାଉଥିଲା । ଭାଗବତ ବାର ସ୍କନ୍ଧରେ ବିଭକ୍ତ ଏବଂ ପ୍ରତି ସ୍କନ୍ଧରେ ଦଶରୁ ତିରିଶଟି ଅଧ୍ୟାୟ ରହିଛି । ପ୍ରତିଦିନ ଗୋଟିଏ ଗୋଟିଏ ଅଧ୍ୟାୟ ପାଠ କଲେ ଏହା ଠିକ ଏକ ବର୍ଷ ବା ୩୬୫ ଦିନରେ ସରିଥାଏ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ସତ୍ୟାଗ୍ରହ ହେଉଛି ଏକ ଅହିଂସାତ୍ମକ ଆନ୍ଦୋଳନ ପ୍ରଣାଳୀ, ଯାହାକୁ ମହାତ୍ମା ଗାନ୍ଧୀ ଆବିଷ୍କାର କରିଥିଲେ । ଏହାର ମୂଳ ଭିତ୍ତି ‘ସତ୍ୟ’ ଓ ‘ଅହିଂସା’ ଉପରେ ଆଧାରିତ । ସତ୍ୟାଗ୍ରହର ଅର୍ଥ ‘ସତ୍ୟରେ ଆଗ୍ରହ’ କିମ୍ବା ‘ସତ୍ୟକୁ ଧରି ରହିବା’ । ଏହି ଧାରଣାକୁ ଗାନ୍ଧୀଜୀ ଦକ୍ଷିଣ ଆଫ୍ରିକା ରେ ପ୍ରୟୋଗ କରିଥିଲେ ଓ ପରେ ଭାରତୀୟ ସ୍ୱାଧୀନତା ସଂଗ୍ରାମରେ ବ୍ୟାପକ ଭାବେ ଚାଳନା କରିଥିଲେ ।।
ସମୟ ମାପ ପାଇଁ ଯେଉଁ ଯନ୍ତ୍ର ବ୍ୟବହାର କରାଯାଏ ତାହାକୁ ଘଡ଼ି ବା ଘଣ୍ଟା କୁହାଯାଏ । ଆଗେ ସମୟ ମାପିବା ପାଇଁ ବିଭିନ୍ନ ପ୍ରକାରର ଘଡ଼ି ବାହାରିଥିଲା । ସେଗୁଡ଼ିକ ମଧ୍ୟରେ ରହିଥିଲା ପେଣ୍ଡୁଲମ୍ ଘଡ଼ି, ଚାବିଦିଆ ଘଡ଼ି ଇତ୍ୟାଦି । ମାତ୍ର ଆଜିକାଲି ସମୟ ଜାଣିବା ପାଇଁ ବହୁଳ ଭାବରେ ବ୍ୟବହୃତ ହେଉଛି କ୍ୱାଟଜ ଘଡ଼ି । ଏହି ଧରଣର ଘଡ଼ିରେ ସବୁଦିନେ ଚାବି ଦେବାକୁ ପଡ଼ୁନାହିଁ । ଏଗୁଡ଼ିକ ଆପେ ଆପେ ଚାଲୁଛି । ଏଥିରେ ଥରେ ମାତ୍ର ବ୍ୟାଟେରୀ ପକାଇଲେ ତାହା ଅନେକ ଦିନ ଧରି ଚାଲୁଛି ।
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଉତ୍କଳ ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ଭୈରବ ହେଉଛନ୍ତି ଶିବଙ୍କର ଅନ୍ୟ ଏକ ଅବତାର । ଶ୍ୟାମଳ ବର୍ଣ୍ଣ ଭୈରବ ଚାରି ଭୁଜାରେ ତ୍ରିଶୂଳ, ଖଡ୍ଗ, ଖପ୍ପର ଧାରଣ କରିଥାନ୍ତି । ସେ କୁକୁର ବାହାନରେ ହିଁ ଭୂପୃଷ୍ଠକୁ ଓହ୍ଲାଇ ଆସିଥାନ୍ତି । ସେ ଶ୍ମଶାନରେ ବାସ କରିଥାନ୍ତି । ସେ ହେଉଛନ୍ତି, ଭୂତ,ପ୍ରେତ ଓ ଯୋଗିନୀଙ୍କ ସ୍ୱାମୀ । ସେ ଭକ୍ତଙ୍କ ପୂଜାର୍ଚ୍ଚନାରେ ପ୍ରସନ୍ନ ହୋଇ ଆଶୀର୍ବାଦ ପ୍ରଦାନ କରିଥାନ୍ତି । ଦୁଷ୍ଟ ତଥା ଆସୁରିଶକ୍ତିକୁ ସଂହାର କରିବାରେ ସେ ସର୍ବଦା ତତ୍ପର ହୋଇଉଠିଥାନ୍ତି । ଭଗବାନ ଭୈରବ ଭକ୍ତଙ୍କ କଷ୍ଟକୁ ଦୂର କରିବା ସହ ସେମାନଙ୍କୁ ବୁଦ୍ଧି, ଜ୍ଞାନ, ଶକ୍ତି, ଯଶ, ଧନ ତଥା ମୁକ୍ତି ମଧ୍ୟ ପ୍ରଦାନ କରିଥାନ୍ତି । ଯେଉଁ ବ୍ୟକ୍ତି କୌଣସି ମାସର କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ଭୈରବ ବ୍ରତ ବା ପୂଜାପାଠ କରିଥାନ୍ତି ସେ ତା’ର ସମସ୍ତ କଷ୍ଟରୁ ମୁକ୍ତି ପାଇଥାଏ । ଶ୍ରୀଭୈରବ ନିଜ ଉପାସକଙ୍କୁ ଦଶଦିଗରୁ ହିଁ ରକ୍ଷା କରିଥାନ୍ତି ।
ଆଦିବାସୀ ଭାରତୀୟ ଉପମହାଦେଶର ବିଭିନ୍ନ ଆଦିମ ଅଧିବାଷୀ ଗୋଷ୍ଠୀଙ୍କୁ ସାମୁହିକ ଭାବେ ବୁଝାଏ । ଏହି ଶବ୍ଦଟି ଏକ ସଂସ୍କୃତ ଶବ୍ଦ ଓ ଏହା ୧୯୩୦ ଦଶକରେ ରାଜନୈତିକ କର୍ମୀମାନେ ଆଦିମ ଅଧିବାସୀଙ୍କ ଏକ ଆଦିବାସୀ ଉତ୍ପତ୍ତି ଦାବି କରି ଏକ ଆଦିବାସୀ ପରିଚୟ ଦେବା ପାଇଁ ତିଆରି କରିଥିଲେ । ଏହି ଶବ୍ଦଟି ବଙ୍ଗଳାଦେଶର ଚକମା, ନେପାଳର ଭୂମିପୁତର ଖାସା ଏବଂ ଶ୍ରୀଲଙ୍କାର ବେଦା ପରି ଜାତିଗତ ସଂଖ୍ୟାଲଘୁଙ୍କ ପାଇଁ ମଧ୍ୟ ବ୍ୟବହୃତ ହୁଏ । ଭାରତୀୟ ସମ୍ବିଧାନରେ ଆଦିବାସୀ ଶବ୍ଦ ବ୍ୟବହାର କରାଯାଇନାହିଁ ଏବଂ ଅନୁସୂଚିତ ଜାତି ଓ ଜନଜାତି ନାମ ଉଲ୍ଲେଖ କରାଯାଇଛି । ଭାରତ ସରକାର ଆନୁଷ୍ଠାନିକ ଭାବରେ ଜନଜାତିମାନଙ୍କୁ ଆଦିବାସୀ ଭାବରେ ସ୍ୱୀକୃତି ଦିଅନ୍ତି ନାହିଁ । ଭାରତ ମିଳିତ ଜାତିସଂଘର ଆଦିବାସୀ ଓ ଜନଜାତି ଜନଜାତି ସମ୍ପର୍କିତ ଆନ୍ତର୍ଜାତୀୟ ଶ୍ରମ ସଂଗଠନ (ଆଇଏଲଓ) ଚୁକ୍ତି ୧୦୭ (୧୯୫୭)କୁ ଅନୁମୋଦନ କରିବା ସହ ଆଇଏଲଓ ଚୁକ୍ତି ୧୬୯ରେ ସ୍ୱାକ୍ଷର କରିବାକୁ ମନା କରିଦେଇଛି । ଏମାନଙ୍କ ମଧ୍ୟରୁ ଅଧିକାଂଶ ଗୋଷ୍ଠୀ ଭାରତର ସାମ୍ବିଧାନିକ ବ୍ୟବସ୍ଥା ଅନୁଯାୟୀ ଅନୁସୂଚିତ ଜନଜାତି ବର୍ଗରେ ଅନ୍ତର୍ଭୁକ୍ତ ।
ମହାକାଳୀ (ସଂସ୍କୃତ: Mahākālī, Devanagari: महाकाली), କାଳ (ସମୟ) ଓ ମୃତ୍ୟୁର ଦେବୀ, ମହାନ ଦେବୀ, ମହାଦେବୀ। ତାଙ୍କୁ ଶିବଙ୍କର ସହଚରୀ ବୋଲି କୁହାଯାଏ। ସେ ହେଉଛନ୍ତି ଚିତ୍ ଶକ୍ତି, ବାସ୍ତବତା (ତଳେ ଦେଖନ୍ତୁ) ଏବଂ ଅସ୍ତିତ୍ୱର ଆଧାର। ସେ ହେଉଛନ୍ତି ମହାକାଳ (ସମୟ ବା ମୃତ୍ୟୁ) ଶିବଙ୍କର ପ୍ରକୃତିରୂପା (ସ୍ତ୍ରୀ-ରୂପା) ଶକ୍ତି। ସେ ସମୟାତୀତା, ଦେବୀ ଦୁର୍ଗାଙ୍କ କୋପ ସମ୍ଭୂତା, ତଥା ଆଦି ପରାଶକ୍ତି, ନୀଳାଭ କାନ୍ତିଯୁକ୍ତା। ମା କାଳୀଙ୍କର ଶ୍ରେଷ୍ଠତମ ରୂପ, ଯାହାଙ୍କୁ ହିନ୍ଦୁମାନେ ଦିବ୍ୟ ଜନନୀ ବୋଲି ପରିଗଣିତ କରିଥାନ୍ତି।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଶା ସରକାର, ଓଡ଼ିଶା ଓ ଓଡ଼ିଶାର ଅନ୍ତର୍ଗତ ୩୦ଟି ଜିଲ୍ଲାର ଶାସନ କାର୍ଯ୍ୟ ପରିଚାଳନା କରନ୍ତି । ଭାରତର ଅନ୍ୟ ରାଜ୍ୟ ଗୁଡ଼ିକ ଭଳି ରାଜ୍ୟପାଳ ରାଜ୍ୟର ପ୍ରଶାସନିକ ମୁଖ୍ୟ ଅଟନ୍ତି ଓ ସେ କେନ୍ଦ୍ର ସରକାରଙ୍କ ପରାମର୍ଶରେ ଭାରତର ରାଷ୍ଟ୍ରପତିଙ୍କଦ୍ୱାରା ନିଯୁକ୍ତ ହୁଅନ୍ତି । ତାଙ୍କର ପଦବୀ ମୁଖ୍ୟତଃ ଆନୁଷ୍ଠାନିକ । ମୁଖ୍ୟମନ୍ତ୍ରୀ ହେଉଛନ୍ତି ସରକାରର ମୁଖ୍ୟ ଏବଂ ଅଧିକାଂଶ କାର୍ଯ୍ୟନିର୍ବାହୀ କ୍ଷମତା ତାଙ୍କ ଉପରେ ନ୍ୟସ୍ତ । ଭୁବନେଶ୍ୱର ହେଉଛି ଓଡ଼ିଶାର ରାଜଧାନୀ ଏବଂ ଏଥିରେ ବିଧାନ ସଭା (ବିଧାନ ସଭା) ଏବଂ ସଚିବାଳୟ ରହିଛନ୍ତି । କଟକଠାରେ ଓଡ଼ିଶାର ଉଚ୍ଚ ନ୍ୟାୟାଳୟ ଅବସ୍ଥିତ ।
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ନିତ୍ୟାନନ୍ଦ ମହାପାତ୍ର ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଏବଂ ଓଡ଼ିଆ ଔପନ୍ୟାସିକ ଥିଲେ । ସେ ଭଦ୍ରକ ନିର୍ବାଚନ ମଣ୍ଡଳୀରୁ ତିନିଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୧୯୬୭-୭୧ରେ ସେ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ନେତୃତ୍ୱାଧିନ ସ୍ୱତନ୍ତ୍ର ଜନ କଂଗ୍ରେସ ଶାସନ ସମୟରେ ସେ ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ବିଭାଗ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଥିଲେ । ସେ ଥରେ ଜନ କଂଗ୍ରେସରୁ ଓ ଦୁଇଥର ସ୍ୱାଧୀନ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ବ୍ରିଟିଶ ଶାସନ ବିରୁଦ୍ଧରେ ଆନ୍ଦୋଳନ କରି ସେ ତିନିଥର କାରାବରଣ କରିଥିଲେ । ସେ ୧୧ ଖଣ୍ଡ ଉପନ୍ୟାସ, ୪ ଖଣ୍ଡ ଗଳ୍ପ ସଙ୍କଳନ ଓ ଏକାଧିକ କବିତା ସଙ୍କଳନ ରଚନା କରିଥିଲେ ।
ବସନ୍ତ କୁମାର ଶତପଥୀ (୨୬ ଜୁନ ୧୯୧୩–୨୦ ଫେବୃଆରୀ ୧୯୯୪) ଜଣେ ଭାରତୀୟ ଶିକ୍ଷାବିଦ୍ ତଥା ଓଡ଼ିଆ ଗାଳ୍ପିକ, ଅନୁବାଦକ, ନାଟ୍ୟକାର ଓ ସମାଲୋଚକ ଥିଲେ । ସେ ୧୨ଟି ଗଳ୍ପ ସଂକଳନ ବ୍ୟତୀତ ଅନେକ ଅନୂଦିତ ପୁସ୍ତକ ତଥା ଏକ ଆତ୍ମଜୀବନୀ ପୁସ୍ତକ ରଚନା କରିଥିଲେ ଏବଂ ଜଣେ ପ୍ରମୁଖ ଉତ୍ତର ସ୍ୱାଧୀନତା ଲେଖକ । ତାଙ୍କ ଗଳ୍ପଗୁଡ଼ିକ ଝଙ୍କାର, ସମାବେଶ, ଆସନ୍ତାକାଲି ଇତ୍ୟାଦି ପତ୍ରିକାରେ ପ୍ରକାଶିତ ହୋଇଥିଲା । ସେ ନିଜ ରଚନାରେ ମୁଖ୍ୟତଃ ଶ୍ଳେଷ ଓ ହାସ୍ୟରସ ସହ ଗମ୍ଭୀର ଦୃଷ୍ଟିକୋଣ ସହ ଲେଖୁଥିଲେ । ତାଙ୍କ ଗଳ୍ପ ସଂକଳନ ସାହିତ୍ୟ ଅକାଦେମୀ, ନ୍ୟାସନାଲ୍ ବୁକ୍ଟ୍ରଷ୍ଟ ଓ ଭାରତୀୟ ଜ୍ଞାନପୀଠ ଦ୍ୱାରା ପ୍ରକାଶିତ ଏବଂ ଅନେକ ଗଳ୍ପ ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ତଥା ମହାବିଦ୍ୟାଳୟ ପାଠ୍ୟକ୍ରମରେ ଅନ୍ତର୍ଭୁକ୍ତ ହୋଇଛି । ସେ ନିଜର ରଚନା ନିମନ୍ତର ଓଡ଼ିଶା ସାହିତ୍ୟ ଏକାଡେମୀ (୧୯୬୮), ବିଷୁବ ପୁରସ୍କାର (୧୯୭୯), ଶାରଳା ସମ୍ମାନ, ଉତ୍କଳ ସାହିତ୍ୟ ସମାଜ ସମ୍ମାନ ଆଦି ପୁରସ୍କାରରେ ସମ୍ମାନିତ । ଭାରତୀୟ ସାହିତ୍ୟ କ୍ଷେତ୍ରରେ ତାଙ୍କର ବିଶେଷ ଅବଦାନ ପାଇଁ କେନ୍ଦ୍ର ସାହିତ୍ୟ ଅକାଦେମୀ ତରଫରୁ ଏକ ସଂକଳନ ପ୍ରକାଶିତ ହୋଇଛି ।
ପ୍ରାଣବନ୍ଧୁ କର (୧ ଡିସେମ୍ବର ୧୯୧୪ - ୩୦ ମାର୍ଚ୍ଚ ୧୯୯୮) ଜଣେ ଅଧ୍ୟାପକ, ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ତାଙ୍କ ରଚିତ କେତେକ ଜଣାଶୁଣା ରଚନା ମଧ୍ୟରେ ଅଶାନ୍ତ, ଶ୍ୱେତପଦ୍ମା ଆଦି ନାଟକ, ଦୂରପାହାଡ଼ ଓ ପେଟୁ ଏକାଙ୍କିକା, ଷଣ୍ଢ ଲଢେଇ ଓ ସୁଅ ମୁହଁରେ ପଥର ଆଦି ଗଳ୍ପ ଅନ୍ୟତମ । କର କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ମାଟିର ମଣିଷ, ଫକୀରମୋହନଙ୍କ ମାମୁ, ପ୍ରାୟଶ୍ଚିତ, ଛ ମାଣ ଆଠ ଗୁଣ୍ଠ, ହରେକୃଷ୍ଣ ମହତାବଙ୍କ ଟାଉଟର ଓ ଫତୁରାନନ୍ଦଙ୍କ ନାକଟା ଚିତ୍ରକରର ନାଟ୍ୟରୂପ ଦେଇଥିଲେ । ତାଙ୍କର ଅଶାନ୍ତ ନାଟକ ନିମନ୍ତେ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ସ୍ନାୟୁ ସଂହାର ନାଟକ ନିମନ୍ତେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।
ଘୂର୍ଣ୍ଣିବାତ୍ୟା, ପ୍ରତିଶବ୍ଦ ଘୂର୍ଣ୍ଣିବାତ, ଘୂର୍ଣ୍ଣିବାୟୁ, ଝଟିକାବର୍ତ୍ତ, ବାତାବର୍ତ୍ତ, ଚକ୍ରବାତ୍ୟା ବା ଖଣ୍ଡିଆଭୂତ (ଇଂରାଜୀ ଭାଷାର ମେଟିଓରୋଲୋଜି (meteorology) ଅନୁସାରେ cyclone) ଏକ ବିରାଟ ଧରଣର ବାୟୁ ପିଣ୍ଡ (air mass) ଯାହା ଶକ୍ତିଶାଳୀ କେନ୍ଦ୍ରୀୟ ବାୟୁମଣ୍ଡଳୀୟ ନିମ୍ନ (atmospheric pressure) ଚାପ ଚତୁର୍ଦ୍ଦିଗରେ ଘୂରିବୁଲେ । ଘୂର୍ଣ୍ଣିବାତ୍ୟାରେ ଏକ ନିମ୍ନଚାପ (low pressure) ବିଶିଷ୍ଟ କ୍ଷେତ୍ର ଚାରିପାଖରେ ଅନ୍ତଃଗାମୀ କୁଣ୍ଡଳାକାର ପବନ (wind) ଘୂରିବୁଲେ । ସବୁଠାରୁ ବଡ଼ ନିମ୍ନ-ଚାପ ସିସ୍ଟମକୁ ପୋଲାର ଭର୍ଟେକ୍ସ (polar vortices) ଓ ସବୁଠାରୁ ବଡ଼ ସିନୋପ୍ଟିକ ସ୍କେଲକୁ synoptic scale) ଏକ୍ସଟ୍ରାଟ୍ରପିକାଲ ଘୂର୍ଣ୍ଣିବାତ୍ୟା (extratropical cyclone) କୁହାଯାଏ । ମେସୋସାଇକ୍ଲୋନ (Mesocyclone), ଟର୍ନାଡୋ (tornado) ଓ ଡସ୍ଟ ଡେଭିଲ (dust devil) ଗୁଡ଼ିକ ମେସୋସ୍କେଲ ଅନ୍ତର୍ଭୁକ୍ତ ରହେ । ମଙ୍ଗଳ, ବୃହସ୍ପତି ଓ ନେପଚୁନ ଭଳି ଗ୍ରହମାନଙ୍କରେ ମଧ୍ୟ ଘୂର୍ଣ୍ଣିବାତ୍ୟା ହୁଏ । ଏହି ଘୁର୍ଣ୍ଣିବାତ୍ୟା ପ୍ରସ୍ତୁତି ଓ ଉତ୍କଟ ହେବାର ପ୍ରଣାଳୀକୁ ସାଇକ୍ଲୋଜେନେସିସ (Cyclogenesis) କୁହାଯାଏ । ବିଭିନ୍ନ ଜୋନ ସଙ୍କୁଚିତ ହୋଇ ଏକ ସମ୍ମୁଖଭାଗ (weather front) ପ୍ରସ୍ତୁତ ହୁଏ । ଏହାପରେ ଏକ୍ସଟ୍ରାଟ୍ରପିକାଲ ସାଇକ୍ଲୋନର ଥଣ୍ଡା ପବନ ପିଣ୍ଡ ଉଷୁମ ବାତ୍ୟା ଜୀବନଚକ୍ର ବନ୍ଦ ହୋଇ ଘନତ୍ୱ ବୃଦ୍ଧିପ୍ରାପ୍ତ ହୁଏ ।
କୋଲୋରେକ୍ଟାଲ୍ ପଲିପ୍ (ଇଂରାଜୀ ଭାଷାରେ colorectal polyp) ଏକ ଅସ୍ୱାଭାବିକ ଅଭିବୃଦ୍ଧି ଯାହା କୋଲନ୍ କିମ୍ବା ମଳାଶୟ ବା ରେକ୍ଟମ୍ର ଆବରଣ ମଧ୍ୟରେ ଦେଖାଯାଏ | ଲକ୍ଷଣଗୁଡ଼ିକ ଭିନ୍ନ ଭିନ୍ନ ହୋଇପାରେ, କିଛି ନଥାଇ ପାରେ ବା ମଳରେ ରକ୍ତ, ଅନ୍ତନଳୀର ଗତିରେ ପରିବର୍ତ୍ତନ କିମ୍ବା ପେଟ ଯନ୍ତ୍ରଣା ହୋଇପାରେ | ରକ୍ତସ୍ରାବ ସାଧାରଣତଃ ଅଳ୍ପ ହୁଏ ଯାହା ମଳରେ ଦୃଶ୍ୟମାନ ହୁଏ ନାହିଁ | ଚିକିତ୍ସା କରା ନ ଗଲେ ରୋଗ ଜଟିଳ ହୋଇ ବୃହଦନ୍ତ୍ର-ମଳାଶୟ କର୍କଟରେ ପରିବର୍ତିତ ହୋଇପାରେ।
ମକର ସଂକ୍ରାନ୍ତି ଏକ ସର୍ବ ଭାରତୀୟ ପର୍ବ । ଏହି ପର୍ବକୁ ସମସ୍ତେ ଉତ୍ସାହର ସହିତ ପାଳନ କରନ୍ତି । ଭାରତ ବାହାରେ ରୋମାନ ଓ ଇହୁଦୀମାନେ ମଧ୍ୟ ଏହିପର୍ବ ପାଳନ କରନ୍ତି । ଭାରତର ବିଭିନ୍ନ ଅଞ୍ଚଳ ଅପେକ୍ଷା ଦକ୍ଷିଣ ଭାରତରେ ଏହା ସବୁଠାରୁ ବଡ଼ ପର୍ବ । ଦକ୍ଷିଣରେ ଏହାକୁ ପୋଙ୍ଗଲ ବୋଲି କହନ୍ତି । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ସୌର ଗଣନା ଅନୁସାରେ ମକର ସଂକ୍ରାନ୍ତିକୁ ମକର ମାସର ପ୍ରଥମ ଦିନ ହିସାବରେ ଗ୍ରହଣ କରାଯାଏ । ସଂକ୍ରାନ୍ତି ହେଉଛି ସୂର୍ଯ୍ୟଙ୍କର ସଂକ୍ରମଣ ବା ଗୋଟିଏ ରାଶିରୁ ଅନ୍ୟ ରାଶିକୁ ଚଳନ କରିବାର ଦିନ । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଧନୁ ରାଶିରୁ ମକର ରାଶିକୁ କ୍ରମଶଃ ଗମନ କରନ୍ତି । ଏହି ଦିନଠାରୁ ସୂର୍ଯଙ୍କର ଉତ୍ତରାୟଣ ଗତି ଆରମ୍ଭ ହୋଇଥାଏ ।
ଯକୃତ (ଇଂରାଜୀ ଭାଷାରେ liver) ଦେହର ଏକ ଅଙ୍ଗ । କଥିତ ଭାଷାରେ ଏହାକୁ କଲିଜା ବୋଲି କୁହାଯାଏ । ଏକ ମୂଖ୍ୟ ବିପାକକାରୀ ଅଙ୍ଗ ଯାହା କେବଳ ମେରୁଦଣ୍ଡୀ ପ୍ରାଣୀଙ୍କ ଦେହରେ ଥାଏ ଯାହା ଅତ୍ୟାବଶ୍ୟକୀୟ ବିପାଚନ କ୍ରିୟା କରେ ଯେଉଁଥିରେ ପ୍ରାଣୀ ଅଙ୍ଗର ବିଷାକ୍ତକାରୀ ପଦାର୍ଥକୁ ନଷ୍ଟ କରିଥାଏ; ପୁଷ୍ଟିସାର ସଂଯୋଗ କରେ ଓ ହଜମ ତଥା ବିକାଶ ନିମନ୍ତେ ଅନେକ ଜୈବ ରାସାଯନିକ କାମ କରିଥାଏ । ଏହା ମାନବ ଶରୀରର ଡାହାଣ ଉଦ୍ଧ୍ଵ ଚତୁର୍ଥାଂଶରେ ଥାଏ ଯାହାକୁ ପଞ୍ଜରା ଅସ୍ଥି ସୁରକ୍ଷା ଦେଇଥାଏ । ଏହା ଦ୍ଵାରା ଶ୍ଵେତସାର ବିପାକ ହୁଏ ଅନେକ ପ୍ରକାରର ହରମୋନ ପ୍ରସ୍ତୁତ ହୋଇଥାଏ; ଶର୍କରା ଓ ଗ୍ଲାଇକୋଜେନ ପ୍ରସ୍ତୁତ ଓ ଭଣ୍ଡାର କରି ରଖାଯାଏ ଓ ଲୋହିତ ରକ୍ତ କଣିକା ନଷ୍ଟ କରିଥାଏ । ଶରୀର ଗଠନକାରୀ ଓ ଡାକ୍ତରୀ ଶବ୍ଦ ସବୁ ଯେପରିକି ହେପାଟୋଲୋଜି ଓ ହେପାଟାଇଟିସ ଶବ୍ଦମାନ ଏଥିରେ ବ୍ୟବହାର କରାଯାଏ ।ଯକୃତ ଏକ ଅତିରିକ୍ତ ହଜମକାରୀ ଅଙ୍ଗ ଯେଉଁଥିରୁ ପିତ୍ତ ନାମକ ଏକ କ୍ଷାରୀୟ ତରଳ ପଦାର୍ଥ ବାହାରେ ତଥା ଯେଉଁଥିରେ କୋଲେଷ୍ଟେରୋଲ ଓ ପିତ୍ତ ଅମ୍ଳ ଥାଏ । ଏହା ଖାଦ୍ୟରେ ଥିବା ଚର୍ବି ଅଂଶକୁ ଇମଲସନ ବା ଅବଦ୍ରବରେ ପରିଣତ କରିଥାଏ । ଗଲବ୍ଲାଡର ଏକ ଥଳି ଯାହା ଡାହାଣ ଯକୃତର ନିମ୍ନ ଭାଗରେ ଥାଏ । ଏହା ଯକୃତରୁ ବାହାରୁଥିବା ପିତ୍ତକୁ ଜମା କରି ଗାଢ କରିଥାଏ ଓ ପରେ ଏହା ଡୂଓଡେନମରେ ତ୍ୟାଗ କରି ହଜମ କରିବାରେ ସାହାଯ୍ୟ କରିଥାଏ । ଯକୃତରେ କିଛି ବିଶେଷ ଧରଣର ତନ୍ତୁ ଥାଏ ଯେଉଁଥିରେ ଅଧିକାଂଶ ହେପାଟୋସାଇଟ ଜୀବକୋଷ ଥାଏ । ଏହି ଜୀବକୋଷ ବିଭିନ୍ନ ପ୍ରକାରର ଉଚ୍ଚ ଧରଣର ଜୈବରାସାୟନିକ ପ୍ରତିକ୍ରିୟା କରିଥାଏ । ଏହା ଛୋଟ ଓ ଜଟିଳ ଜୈବିକ ମଲିକ୍ୟୁଲ ସବୁକୁ ଭାଙ୍ଗିଥାଏ ତଥା ସଂଯୁକ୍ତ କରିଥାଏ ଯେଉଁଗୁଡ଼ିକ ପ୍ରାଣଧାରକ କାମ ପାଇଁ ଆବଶ୍ୟକ ହୁଏ । ଏହି ଅଙ୍ଗ ଦ୍ୱାରା ପ୍ରାୟ ୫୦୦ ପ୍ରକାର କାମ ହୋଇଥାଏ । ଏହି କାରଣରୁ ୟକୃତକୁ ଦେହର ଏକ ରାସାୟନିକ କାରଖାନା ମନେ କରାଯାଏ ।