ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ବିଶ୍ୱ ଏଡ୍ସ ଦିବସ, ଡିସେମ୍ବର ୧ରେ ପ୍ରତିବର୍ଷ ପାଳିତ ହୋଇଥାଏ । ଏହା ଏଡ୍ସ (AIDS)ର ସଂକ୍ରମଣକୁ ପ୍ରତିରୋଧ କରିବା ନିମନ୍ତେ ପାଳନ କରାଯାଇଥାଏ । ସରକାରୀ ଓ ସ୍ୱାସ୍ଥ୍ୟ କର୍ମଚାରୀମାନେ ଏହି ଦିନଟିକୁ ଏଡ୍ସ ବାବଦରେ ଭାଷଣ ଦେଇ ଜନସଚେତନତା ତିଆରି କରି ପାଳନ କରିଥାନ୍ତି । ୧୯୯୫ଠାରୁ ଯୁକ୍ତରାଷ୍ଟ୍ର ଆମେରିକାର ରାଷ୍ଟ୍ରପତି ଏହାକୁ ସରକାରୀ ତାଲିକାଭୁକ୍ତ କରିଥିଲେ । ବାକି ଦେଶରେ ମଧ୍ୟ ଏହି ଦିନ ଏଡ୍ସ ଦିବସ ପାଳନ କରାଯାଇଥାଏ ।
ମାନବ ଇମ୍ମ୍ୟୁନାଭାବ ଭୁତାଣୁ ସଂକ୍ରମଣ ଓ ଅର୍ଜିତ ଇମ୍ମ୍ୟୁନାଭାବ ସିଣ୍ଡ୍ରୋମ (HIV and AIDS) ଏକ ବିସ୍ତୃତ ଶ୍ରେଣୀର ଭୁତାଣୁ ଜନିତ ସଂକ୍ରମଣ ଯାହା ମାନବ ଇମ୍ମ୍ୟୁନାଭାବ ଭୁତାଣୁଦ୍ୱାରା ହୁଏ । ରୋଗ ଆରମ୍ଭ ସମୟରେ ଲକ୍ଷଣ ଜଣାଯାଇ ନ ପାରେ ବା ସାମାନ୍ୟ ଇନ୍ଫ୍ଲୁଏଞ୍ଜା ରୋଗ ଭଳି ଲକ୍ଷଣ ପ୍ରକାଶ ପାଏ । ଏହା ପଶ୍ଚାତ ବହୁତ ଦିନ ଧରି କୌଣସି ଲକ୍ଷଣ ଦେଖାଯାଏ ନାହିଁ । ସମୟକ୍ରମେ ଇମ୍ମ୍ୟୁନିଟି ବିଭାଗକୁ ଦୁର୍ବଳ କରିଦେବା ଫଳରେ ଯକ୍ଷ୍ମା ତଥା ଅନ୍ୟାନ୍ୟ ସଂକ୍ରମଣ ଓ ଅର୍ବୁଦ ଦେଖାଯାଏ ଯାହା ଇମ୍ମ୍ୟୁନିଟି ଥିବା ଲୋକଙ୍କଠାରେ ଦେଖାଯାଏ ନାହିଁ । ବିଳମ୍ବିତ ଲକ୍ଷଣ ବାହାରିଲେ ଏଡସ୍ କୁହାଯାଏ । ଏହି ସମୟରେ ଓଜନ ହ୍ରାସ ହୁଏ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ , କୋଶଳ , କୋଙ୍ଗଦ , ଉଡ୍ର ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ପଣ୍ଡିତ ବାଇକୋଳି ମହାପାତ୍ର (୧୬ ଡିସେମ୍ବର ୧୯୦୮ - ୨୦ ଡିସେମ୍ବର ୧୯୭୭) ଏକାଧାରରେ ଜଣେ ସାହିତ୍ୟିକ, ଐତିହାସିକ, ଶିକ୍ଷାବିତ୍ ଓ ସଂଗଠକ ଥିଲେ । ସେ ଗଞ୍ଜାମ ଜିଲ୍ଲାର ଖଲିକୋଟ ଅନ୍ତର୍ଗତ ବାଲୁଙ୍କେଶ୍ୱର ଶାସନରେ ୧୯୦୮ରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ଅଗ୍ରଜମାନେ ଅକାଳରେ ମରି ଯାଉଥିବାରୁ ତାଙ୍କ ପିତାମାତା ଅପମୃତ୍ୟୁ ଟଳାଇବା ଉଦ୍ଦେଶ୍ୟରେ ତାଙ୍କର ନାମ ବାଇକୋଳି (ବିଷାକ୍ତ କୋଳି) ରଖିଥିଲେ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ସର୍ଦ୍ଦାର ବଲ୍ଲଭଭାଇ ପଟେଲ(୩୧ ଅକ୍ଟୋବର ୧୮୭୫-୧୫ ଡିସେମ୍ବର ୧୯୫୦) ଜଣେ ଭାରତୀୟ ସ୍ୱାଧୀନତା ସଂଗ୍ରାମୀ, ଓକିଲ, ଭାରତୀୟ ଜାତୀୟ କଂଗ୍ରେସର ସଭ୍ୟ ଥିଲେ । ଭାରତର ସ୍ୱାଧୀନତା ସଂଗ୍ରାମରେ ତାଙ୍କ ଭୂମିକା ଗୁରୁତ୍ୱପୁର୍ଣ୍ଣ ଥିଲା । ସ୍ୱାଧୀନ ଭାରତର ସେ ପ୍ରଥମ ଉପ-ପ୍ରଧାନମନ୍ତ୍ରୀ ଥିଲେ । ସ୍ୱାଧୀନତା ସମୟରେ ବିନା ରକ୍ତପାତରେ ଭାରତର ପ୍ରାୟ ସମସ୍ତ ରାଜ୍ୟଗୁଡ଼ିକୁ ଏକାଠି କରିବାରେ ତାଙ୍କର ଅବଦାନ ନିମିତ୍ତ ତାଙ୍କୁ "ଲୌହ ମାନବ" ଉପାଧି ମିଳିଥିଲା । ତାଙ୍କର ସ୍ମୃତିରେ ୨୦୧୪ ମସିହାରୁ ପ୍ରତିବର୍ଷ ତାଙ୍କର ଜନ୍ମତିଥି ୩୧ ଅକ୍ଟୋବରକୁ ରାଷ୍ଟ୍ରୀୟ ଏକତା ଦିବସ ରୂପେ ପାଳନ ହୋଇ ଆସୁଅଛି । ୩୧ ଅକ୍ଟୋବର ୨୦୧୮ ତାରିଖରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କଦ୍ୱାରା ଦେଶବାସୀଙ୍କ ଉଦ୍ଦେଶ୍ୟରେ ତାଙ୍କର ଏକ ୧୮୨ ମିଟର ପ୍ରତିମୂର୍ତ୍ତି ଉଦଘାଟନ କରିଥିଲେ । ଏହାକୁ ଏକତାର ପ୍ରତିମୂର୍ତ୍ତି ଭାବରେ ସମ୍ବୋଧନ କରାଯାଉଛି । ଏହା ଉଦଘାଟନ ସମୟରେ ବିଶ୍ୱର ସର୍ବୋଚ୍ଚ ପ୍ରତିମୂର୍ତ୍ତି ଥିଲା ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ବିର୍ସା ମୁଣ୍ଡା ଭାରତର ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଇତିହାସରେ ବିଖ୍ୟାତ। ଊନବିଂଶ ଶତାବ୍ଦୀରେ ଭାରତରେ ଇଂରେଜ ଶାସନ କାଳରେ ବିର୍ସା ବିହାର ଓ ଝାଡ଼ଖଣ୍ଡ ଅଞ୍ଚଳର ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ଏକାଠି କରି ଏକ ବଡ଼ ଧରଣର ବିପ୍ଲବ ଆରମ୍ଭ କରିଥିଲେ । ୨୫ ବର୍ଷ ବୟସର ହେବା ବେଳକୁ ଭାରତର ସ୍ୱାଧୀନତା ସଂଗ୍ରାମର ଇତିହାସରେ ସେ ଏକ ନୂତନ ଫର୍ଦ୍ଦ ଯୋଡ଼ିସାରିଥିଲେ । ସେ ନିଜ ଗାଁ ଏବଂ ଆଖପାଖ ଅଞ୍ଚଳର ଯୁବକ ମାନଙ୍କୁ ଇଂରେଜ ସରକାରଙ୍କ ବିରୋଧରେ ଲଢ଼ିବାକୁ ସଂଗଠିତ କରିପାରିଥିଲେ ।
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ମାଣବସା ଗୁରୁବାର ଓଷା (ମାଣବସା ଓ ମାଣ ଓଷା ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ କୃଷିଭିତ୍ତିକ ପର୍ବ । ଏହି ପର୍ବରେ ମହାଲକ୍ଷ୍ମୀଙ୍କୁ ଗୃହରେ ଧନଧାନ୍ୟ ବୃଦ୍ଧି ନିମନ୍ତେ ମଧ୍ୟ ପୂଜା କରାଯାଏ । ମାର୍ଗଶିର ମାସରେ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରିଥାନ୍ତି । ଏହି ପୂଜା ଅନ୍ୟ ଦେଶ ଓ ରାଜ୍ୟମାନଙ୍କରେ ପ୍ରଚଳନ ନାହିଁ । ମାଣବସା ଓଷାକୁ ଲକ୍ଷ୍ମୀପୂଜା ମଧ୍ୟ କୁହାଯାଏ । ଏହି ଓଷାକୁ ଓଡ଼ିଶାର ସମସ୍ତ ଜାତିର ଲୋକେ ପାଳନ କରିଥାନ୍ତି । ଏହି ସମୟରେ ଧନଧାନ୍ୟ, ବାତ୍ସଲ୍ୟ ଓ ଦୟାକ୍ଷମାର ପ୍ରତିମୂର୍ତ୍ତି ରୂପେ ଲକ୍ଷ୍ମୀଙ୍କୁ କଳ୍ପନା କରାଯାଇ ଘରର ଶ୍ରୀ, ସମୃଦ୍ଧି, ପରିଷ୍କାର-ପରିଚ୍ଛନ୍ନତା ଆଦି ପ୍ରତି ଦୃଷ୍ଟି ଦିଆଯାଇଥାଏ । ମାର୍ଗଶିର ମାସରେ ପୂଜା ଘରେ ଧାନ ମେଣ୍ଟା ବା "ଧାନବେଣୀ"ରେ ସଜାଯାଇଥାଏ । ଧାନକେଣ୍ଡାକୁ ଗୁନ୍ଥି ଏହି ମେଣ୍ଟା ବା ବେଣୀ ତିଆରି କରାଯାଏ ।
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ପ୍ରାଣବନ୍ଧୁ କର (୧ ଡିସେମ୍ବର ୧୯୧୪ - ୩୦ ମାର୍ଚ୍ଚ ୧୯୯୮) ଜଣେ ଅଧ୍ୟାପକ, ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ତାଙ୍କ ରଚିତ କେତେକ ଜଣାଶୁଣା ରଚନା ମଧ୍ୟରେ ଅଶାନ୍ତ, ଶ୍ୱେତପଦ୍ମା ଆଦି ନାଟକ, ଦୂରପାହାଡ଼ ଓ ପେଟୁ ଏକାଙ୍କିକା, ଷଣ୍ଢ ଲଢେଇ ଓ ସୁଅ ମୁହଁରେ ପଥର ଆଦି ଗଳ୍ପ ଅନ୍ୟତମ । କର କାଳିନ୍ଦୀ ଚରଣ ପାଣିଗ୍ରାହୀଙ୍କ ମାଟିର ମଣିଷ, ଫକୀରମୋହନଙ୍କ ମାମୁ, ପ୍ରାୟଶ୍ଚିତ, ଛ ମାଣ ଆଠ ଗୁଣ୍ଠ, ହରେକୃଷ୍ଣ ମହତାବଙ୍କ ଟାଉଟର ଓ ଫତୁରାନନ୍ଦଙ୍କ ନାକଟା ଚିତ୍ରକରର ନାଟ୍ୟରୂପ ଦେଇଥିଲେ । ତାଙ୍କର ଅଶାନ୍ତ ନାଟକ ନିମନ୍ତେ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ସ୍ନାୟୁ ସଂହାର ନାଟକ ନିମନ୍ତେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାରରେ ସମ୍ମାନୀତ ।
ଚନ୍ଦ୍ରପକ୍ଷର ଏକାଦଶ ଦିବସ - ଚନ୍ଦ୍ରର ଏକାଦଶ କଳାର ହ୍ରାସ ବା ବୃଦ୍ଧିଜନିତ ତିଥି । କୃଷ୍ଣପକ୍ଷର ଏକାଦଶୀକୁ କୃଷ୍ଣା ଏକାଦଶୀ ଓ ଶୁକ୍ଳପକ୍ଷର ଏକାଦଶୀକୁ ଶୁକ୍ଳା ଏକାଦଶୀ କୁହାଯାଇଥାଏ । ଏକାଦଶୀ ତିଥିରେ କେତେକ ବିଶେଷ ନକ୍ଷତ୍ରର ସଂଯୋଗ ଘଟିଲେ ତାହାକୁ ଜୟା-ବିଜୟା-ଜୟନ୍ତୀ ଓ ପାପନାଶିନୀ କହାଯାଏ । ତେବେ ୨୪ ଏକାଦଶୀର ନାମ ରହିଛି । ସେଗୁଡିକ ହେଲା ଉତ୍ପନ୍ନା, ମୋକ୍ଷଦା, ସଫଳା, ପୁତ୍ରଦା, ଷଟ୍ତିଳା, ଜୟା (ଭୌମୀ), ବିଜୟା, ଆମଳକୀ(ଅଅଁଳା) , ପାପମୋଚନୀ, କାମଦା, ବରୁଥିନୀ, ମୋହିନୀ, ଅପରା, ନିର୍ଜଳା ଅଥବା ଭୀମସେନୀ, ଯୋଗିନୀ, ହରିଶୟନୀ (ପଦ୍ମା), କାମିକା (କାମଦା), ପୁତ୍ରଦା, ଅଜା, ପଦ୍ମା (ପୁତ୍ରଦା), ଇନ୍ଦିରା, ପାପଙ୍କୁଶା, ରମ୍ଭା ଓ ପ୍ରବୋଧିନୀ ।
କାହ୍ନୁଚରଣ ମହାନ୍ତି (୧୧ ଅଗଷ୍ଟ ୧୯୦୬–୬ ଅପ୍ରେଲ ୧୯୯୪) ଜଣେ ଭାରତୀୟ ଓଡ଼ିଆ ଔପନ୍ୟାସିକ ଥିଲେ । ୧୯୩୦ରୁ ୧୯୮୫ ପର୍ଯ୍ୟନ୍ତ ଛଅ ଦଶନ୍ଧିର ସାହିତ୍ୟ ରଚନା କାଳ ମଧ୍ୟରେ ସେ ୫୬ଟି ଉପନ୍ୟାସ ରଚନା କରିଥିଲେ । ତାଙ୍କର କେତେକ ଜଣାଶୁଣା ଉପନ୍ୟାସ ମଧ୍ୟରେ କା, ବାଲିରାଜା, ଶାସ୍ତି, ହା' ଅନ୍ନ, ଝଞ୍ଜା, ଶର୍ବରୀ, ତମସା ତୀରେ ଅନ୍ୟତମ । ୧୯୫୬ ମସିହାରେ ପ୍ରକାଶିତ ଉପନ୍ୟାସ କା ପାଇଁ ସେ ୧୯୫୮ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ଏବଂ ସେ ସାହିତ୍ୟ ଏକାଡେମୀର ଫେଲୋ ମଧ୍ୟ ହୋଇଥିଲେ । ତାଙ୍କୁ "ଓଡ଼ିଶୀର ଅନ୍ୟତମ ଲୋକପ୍ରିୟ ଉପନ୍ୟାସକାର" ଭାବରେ ବିବେଚନା କରାଯାଏ । ପ୍ରସିଦ୍ଧ ସାହିତ୍ୟିକ ଗୋପୀନାଥ ମହାନ୍ତି ଥିଲେ ତାଙ୍କର ସାନ ଭାଇ । ୧୯୯୪ ମସିହା ଏପ୍ରିଲ ୬ ତାରିଖରେ ୮୭ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିଲା ।
ଭୀମରାଓ ରାମଜୀ ଆମ୍ବେଦକର (୧୪ ଏପ୍ରିଲ ୧୮୯୧ - ୬ ଡିସେମ୍ବର ୧୯୫୬) ଜଣେ ଭାରତୀୟ ଆଇନଜୀବୀ, ଅର୍ଥନୀତିଜ୍ଞ, ସମାଜ ସଂସ୍କାରକ ଏବଂ ରାଜନୈତିକ ନେତା ଥିଲେ ଯିଏ ସମ୍ବିଧାନ ସଭା ବିତର୍କରୁ ଭାରତର ସମ୍ବିଧାନ ପ୍ରସ୍ତୁତ କରୁଥିବା କମିଟିର ନେତୃତ୍ୱ ନେଇଥିଲେ, ଜବାହରଲାଲ ନେହେରୁଙ୍କ ପ୍ରଥମ କ୍ୟାବିନେଟରେ ଆଇନ ଏବଂ ନ୍ୟାୟ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ହିନ୍ଦୁ ଧର୍ମ ତ୍ୟାଗ କରିବା ପରେ ଦଳିତ ବୌଦ୍ଧ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ ।
ରଞ୍ଜନ ଗୋଗୋଇ (ଜନ୍ମ ୧୮ ନଭେମ୍ବର ୧୯୫୪) ଜଣେ ଭାରତୀୟ ନ୍ୟାୟାଧୀଶ ଓ ଭାରତର ପୂର୍ବତନ ମୁଖ୍ୟ ନ୍ୟାୟାଧୀଶ । ସେ ପଞ୍ଜାବ ଓ ହରିୟାଣା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ନ୍ୟାୟାଧୀଶ ଥିଲେ । ତା’ପରେ ୨୦୧୨ରୁ ଭାରତର ସର୍ବୋଚ୍ଚ ନ୍ୟାୟାଳୟର ନ୍ୟାୟାଧୀଶ ଭାବେ କାର୍ଯ୍ୟ କଲେ । ରଞ୍ଜନ ଗୋଗୋଇ ୩ ଅକ୍ଟୋବର ୨୦୧୮ ରେ ଭାରତର ୪୬ତମ ମୁଖ୍ୟ ନ୍ୟାୟାଧୀଶ ଭାବେ ଶପଥ ନେଇଥିଲେ । ତାଙ୍କ ପିତା କେଶବ ଚନ୍ଦ୍ର ଗୋଗୋଇ ୧୯୮୨ ମସିହାରେ ଆସାମ ରାଜ୍ୟର ମୁଖ୍ୟମନ୍ତ୍ରୀ ଥିଲେ ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି।
ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍ବୁଲ୍ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରିୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।
ନ’ ଅଙ୍କ ଦୁର୍ଭିକ୍ଷ ପୁରୀର ଗଜପତି ମହାରାଜା ଦିବ୍ୟସିଂହଦେବଙ୍କ ରାଜତ୍ୱର ନବମ ବର୍ଷ ବା ନଅ ଅଙ୍କରେ (୧୮୬୬-୬୭ ମସିହା) ଓଡ଼ିଶାର ଉପକୂଳବର୍ତ୍ତି ଅଞ୍ଚଳରେ ହୋଇଥିଲା । ଏଭଳି ଭୟାବହ ଦୁର୍ଭିକ୍ଷର ଇତିହାସରେ କୌଣସି ପଟାନ୍ତର ନାହିଁ । ଭାରତର ପୂର୍ବାଞ୍ଚଳ ମାନ୍ଦ୍ରାଜର ଉତ୍ତରକୁ ୧,୮୦,୦୦୦ ମାଇଲ ବ୍ୟାପୀ ସ୍ଥାନରେ ୪୭,୫୦୦,୦୦୦ ଲୋକ ଦୁର୍ଭିକ୍ଷର ଶିକାର ହୋଇଥିଲେ ଯାହା ମଧ୍ୟରେ ଓଡ଼ିଶା ଥିଲା । ଓଡ଼ିଶାରେ ଏହାର ପ୍ରଭାବ ଅଧିକ ଥିବାର କାରଣ ମଧ୍ୟରୁ ଏହା ଦେଶର ଅନ୍ୟାନ୍ୟ ସ୍ଥାନଠାରୁ ଗମନାଗମନ ପଥ ନ ଥିବାରୁ ଅଲଗା ହୋଇ ରହିଥିଲା
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
ଗୋପାଳ ଛୋଟରାୟ (୨୦ ଅପ୍ରେଲ ୧୯୧୬ - ୨୨ ଜାନୁଆରୀ ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ସମ୍ମାନିତ ଓଡ଼ିଆ ନାଟ୍ୟକାର । ଓଡ଼ିଶାର ଗୀତିନାଟ୍ୟ, ପାଲା, ଗହନ ଆଦିରେ ସଂସ୍କାର ଆଣିବାରେ ସେ ପ୍ରୟାସ କରିଥିଲେ । ସାଧାରଣ ମଣିଷର ଜୀବନଧାରଣ ଓ ନିତିଦିନିଆ ଚଳଣିକୁ ନେଇ ତାଙ୍କର ନାଟକସବୁ ଜୀବନ୍ତ । ସେ ଶତାଧିକ ମଞ୍ଚ ଓ ବେତାର ନାଟକ ଏବଂ ଅନେକ ଚଳଚ୍ଚିତ୍ରରେ ସଂଳାପ ରଚନା କରିଛନ୍ତି । ସେ ମଧ୍ୟ ଅନେକ ହିନ୍ଦୀ, ମରାଠୀ ଓ ଗୁଜରାଟୀର ନାଟକକୁ ଓଡ଼ିଆ ଭାଷାରେ ରୂପାନ୍ତର କରିଛନ୍ତି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ବିଶ୍ୱନାଥ କର, ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା, (୨୪ ଡିସେମ୍ବର ୧୮୬୪–୧୯ ଅକ୍ଟୋବର ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ । ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ "ରାୟ ବାହାଦୁର" ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ ବିବିଧା ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ । ପୁସ୍ତକଟି ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ ଉତ୍କଳ ସାହିତ୍ୟରେ ପୂର୍ବରୁ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
କବିସୂର୍ଯ୍ୟ ବଳଦେବ ରଥ (୧୭୭୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୭୯ ମସିହାରେ ଗଞ୍ଜାମ ଜିଲ୍ଲା ଆଠଗଡ଼(ଅଷ୍ଟଦୁର୍ଗ) ରାଜ୍ୟର ତ୍ରିପୁରାରୀ ଓତାଙ୍କ ଘରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।
ସୁଶ୍ରୁତ ପ୍ରାଚୀନ ଭାରତର ଜଣେ ଚିକିତ୍ସକ ତଥା ସୁଶ୍ରୁତ ସଂହିତା ଗ୍ରନ୍ଥର ରଚୟିତା । ସୁଶ୍ରୁତ ଶବ୍ଦର ଅର୍ଥ ହେଉଛି "ଉତ୍ତମ ରୂପେ ଶୁଣାଯାଇଥିବା ବା ପ୍ରସିଦ୍ଧ” । ପୂର୍ଣ୍ଣଚନ୍ଦ୍ର ଭାଷାକୋଶ ଅନୁଯାୟୀ ସୁଶ୍ରୁତ ଶବ୍ଦର ଅର୍ଥମାନ ହେଲା (୧) ବେଦରେ ପାରଙ୍ଗମ (୨) ଉତ୍ତମ ରୂପେ ଶୁଣା ଯାଇଥିବା (୩) ପ୍ରସିଦ୍ଧ । ଏତତ୍ ବ୍ୟତୀତ ପୂର୍ଣ୍ଣଚନ୍ଦ୍ର ଭାଷାକୋଶରେ ରହିଥିବା ଆଉ ଏକ ତଥ୍ୟ ଅନୁଯାୟୀ ସୁଶ୍ରୁତ ହେଉଛନ୍ତି ହିନ୍ଦୁ ଚିକିତ୍ସା-ଶାସ୍ତ୍ରର ପ୍ରଣେତା ଓ ବିଶ୍ୱାମିତ୍ର ମୁନିଙ୍କ ପୁତ୍ର । ସେ କାଶୀକୁ ଯାଇ ଧନ୍ୱନ୍ତରୀଙ୍କ ଅବତାର ଭାବେ ପରିଚିତ ଦିବୋଦାସଙ୍କ ନିକଟରେ ଚିକିତ୍ସା ଶାସ୍ତ୍ରର ଶିକ୍ଷାଲାଭ କରିଥିଲେ । ସୁଶ୍ରୁତ ୠଷି ବିଶ୍ୱାମିତ୍ରଙ୍କ ପୁତ୍ର ହୋଇଥିବା ବିଷୟର ଉଲ୍ଲେଖ ମହାଭାରତରେ ମଧ୍ୟ ରହିଛି । ଏହି କାରଣରୁ ପୂର୍ଣ୍ଣଚନ୍ଦ୍ର ଭାଷାକୋଶ ସୁଶ୍ରୁତ ସଂହିତାର ରଚନା ସମୟ ଦ୍ୱାପର ଯୁଗ ବୋଲି ଅଭିହିତ କରିଥିବା ସମ୍ଭବପର । କେତେକଙ୍କ ମତରେ ସୁଶ୍ରୁତ ସଂହିତା ପ୍ରାୟ ଖ୍ରୀ.ପୂ. ୬୦୦ ବେଳକୁ ପ୍ରଣୀତ ହୋଇଥିଲା । କୁଞ୍ଜଲାଲ ଭିଷାଗରତ୍ନଙ୍କ ମତରେ ସୁଶ୍ରୁତ ବିଶ୍ୱାମିତ୍ରଙ୍କ ଗୋଷ୍ଠୀ ବା ଗୁରୁକୁଳର ଜଣେ ସଦସ୍ୟ ବୋଲି ଆମେ କହି ପାରିବା । ପ୍ରାଚୀନ ଭାରତର ଚିକିତ୍ସା ସମ୍ବନ୍ଧୀୟ ଗ୍ରନ୍ଥମାନଙ୍କ ମଧ୍ୟରେ “ସୁଶ୍ରୁତ ସଂହିତା” ଅତି ମହତ୍ତ୍ୱପୂର୍ଣ୍ଣ ଓ କେତେକ ଏହାକୁ ଆୟୁର୍ବେଦର ମୂଳଦୁଆ ରୂପେ ମଧ୍ୟ ଅଭିହିତ କରିଥାନ୍ତି । ଏହି ସଂହିତାରେ ସାଧାରଣ ଔଷଧ ଓ ତାହାର ବ୍ୟବହାର ବିଷୟରେ ବହୁ ତଥ୍ୟ ରହିଛି । କିନ୍ତୁ ସୁଶ୍ରୁତ ସଂହିତା ଗ୍ରନ୍ଥର ଜଣେ ଅନୁବାଦକ ଜି. ଡି.
ପଶ୍ଚିମ ଓଡ଼ିଶା ( ଇଂରାଜୀ : Western Odisha ) ଓଡ଼ିଶାର କଳାହାଣ୍ଡି ଜିଲ୍ଲାରୁ ଆରମ୍ଭ କରି ସୁନ୍ଦରଗଡ଼ ଜିଲ୍ଲା ପର୍ଯ୍ୟନ୍ତ ପରିବ୍ୟାପ୍ତ ଭୂଖଣ୍ଡକୁ ପଶ୍ଚିମ ଓଡ଼ିଶା କୁହା ଯାଏ । ଏହି ଅଞ୍ଚଳ ଭିତରେ ସମ୍ବଲପୁର ଜିଲ୍ଲା, ବଲାଙ୍ଗୀର , ବରଗଡ଼, ଦେବଗଡ଼ , ଝାରସୁଗୁଡା , କଳାହାଣ୍ଡି , ବୌଦ, ସୁନ୍ଦରଗଡ଼ ନୂଆପଡ଼ା ,ସୁବର୍ଣ୍ଣପୁର ଜିଲ୍ଲା ( ସୋନପୁର) ଜିଲ୍ଲା ସମୂହ ସହ ଅନୁଗୁଳ ଜିଲ୍ଲାର ଆଠମଲ୍ଲିକ ସବ ଡିଭିଜନ ଅନ୍ତର୍ଭୁକ୍ତ । ଏହାକୁ କୋଶଳ ଅଞ୍ଚଳ ବୋଲି କହାଯାଏ ।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ଗୀତା ମହୋତ୍ସବ (ସଂସ୍କୃତ: गीतामहोत्सव, ରୋମନାଇଜ୍ଡ: Gītāmahotsava), ଯାହା ଗୀତା ଜୟନ୍ତୀ, ମୋକ୍ଷଦା ଏକାଦଶୀ କିମ୍ବା ମତ୍ସ୍ୟ ଦ୍ୱାଦଶୀ ଭାବରେ ମଧ୍ୟ ପରିଚିତ, ଏକ ହିନ୍ଦୁ ପର୍ବ । ଏହି ହିନ୍ଦୁ ପର୍ବ ସେହି ଦିନକୁ ସ୍ମରଣ କରେ ଯେତେବେଳେ ଭଗବାନ ଶ୍ରୀକୃଷ୍ଣ କୁରୁକ୍ଷେତ୍ର ଯୁଦ୍ଧଭୂମିରେ ଅର୍ଜୁନଙ୍କୁ ଭଗବଦ୍ ଗୀତାର ଉପଦେଶ ଦେଇଥିଲେ । ଏହି ଦିନ ହିନ୍ଦୁ ପଞ୍ଜିକାର ମାର୍ଗଶୀର ମାସର ଶୁକ୍ଲପକ୍ଷ ଏକାଦଶୀ ଦିନ (ଡିସେମ୍ବର–ଜାନୁଆରୀ ମଧ୍ୟରେ) ପାଳନ କରାଯାଏ ।
ସରୋଜିନୀ ସାହୁ ଜଣେ (ଜନ୍ମ ୧୯୫୬) ଭାରତୀୟ ଓଡ଼ିଆ-ଭାଷୀ ଔପନ୍ୟାସିକା, ଗାଳ୍ପିକା, କବି, ପ୍ରାବନ୍ଧିକା । ତାଙ୍କର ସାହିତ୍ୟ କୃତି ପାଇଁ ସେ ଓଡ଼ିଶା ସାହିତ୍ୟ ଏକାଡେମି ପୁରସ୍କାର ଓ ଶାରଳା ପୁରସ୍କାରରେ ସମ୍ମାନୀତ । ସେ ଜଣେ ଭାରତୀୟ ନାରୀବାଦୀ ଲେଖିକା ଭାବରେ ଜଣାଶୁଣା ଓ ଇଂରାଜୀ ଖବରକାଗଜ ଦି ନିଉ ଇଣ୍ଡିଆନ ଏକ୍ସପ୍ରେସର ନିୟମିତ ପ୍ରାବନ୍ଧିକା ଓ ଚେନ୍ନାଇରେ ଥିବା ଇଂରାଜୀ ପତ୍ରିକା ଇଣ୍ଡିଆନ ଏଜର ସହ-ସମ୍ପାଦିକା । ସେ କିଣ୍ଡଲେ ପତ୍ରିକା ଦ୍ୱାରାଭାରତର ୨୫ ଜଣ ଅସାଧାରଣ ନାରୀଙ୍କ ମଧ୍ୟରୁ ଜଣେ ଭାବେ ନିର୍ବାଚିତା ।
ଛ ମାଣ ଆଠ ଗୁଣ୍ଠ ୧୮୯୭ ମସିହାରେ ଫକୀର ମୋହନ ସେନାପତିଙ୍କ ରଚିତ ଏକ ଓଡ଼ିଆ ଉପନ୍ୟାସ । ଏହା ପ୍ରଥମେ ଏକ ଧାରାବାହିକ ଭାବରେ ଉତ୍କଳ ସାହିତ୍ୟ ପତ୍ରିକାରେ ପ୍ରକାଶିତ ହୋଇଥିଲା । ଫକୀର ମୋହନ ଏହାକୁ "ଧୂର୍ଜଟୀ" ଛଦ୍ମନାମରେ ପ୍ରକାଶ କରାଇଥିଲେ । ସେତେବେଳର ଓଡ଼ିଶାର ସାଧାରଣ ଜୀବନ ଉପରେ ଆଧାରିତ ଏହା ଏକ ବାସ୍ତବଧର୍ମୀ ଉପନ୍ୟାସ ଥିଲା । ୧୯୮୬ରେ ପାର୍ବତୀ ଘୋଷ ଏହି ଉପନ୍ୟାସକୁ ଆଧାର କରି ସମାନ ନାମରେ ଏକ ଓଡ଼ିଆ ଚଳଚ୍ଚିତ୍ର ନିର୍ମାଣ କରିଥିଲେ ।
ପୁର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ଏକ ଓଡ଼ିଆ ଶବ୍ଦକୋଷ । ଏହା ସଂକଳନ କରିବାରେ ୩୦ରୁ ଅଧିକ ବର୍ଷ ସମୟ ଲାଗିଥିବା ବେଳେ ଏହା ୧୯୩୧ରୁ ୧୯୪୦ ଭିତରେ ୭ଟି ଖଣ୍ଡରେ ଓ ପ୍ରତି ଖଣ୍ଡ ଆକାରରେ ପାଖାପାଖି ରୟାଲ କ୍ୱାର୍ଟୋ ପୃଷ୍ଠା ଭାବରେ ପ୍ରକାଶିତ ହୋଇଥିଲା । ଏହାର ମୋଟ ପୃଷ୍ଠା ସଂଖ୍ୟା ୯,୫୦୦ ଓ ଏଥିରେ ୧୮୫,୦୦୦ ମୁଖ୍ୟଶବ୍ଦ ରହିଛି । ଏହାର ମୁଖ୍ୟ ସଂକଳକ ଥିଲେ ଗୋପାଳ ଚନ୍ଦ୍ର ପ୍ରହରାଜ ଓ ଉତ୍କଳ ସାହିତ୍ୟ ପ୍ରେସ ଏହାର ପ୍ରକାଶ ଓ ମୁଦ୍ରଣ କରିଥିଲେ । ତାଙ୍କ ସହ ତାଙ୍କର ମୁଖ୍ୟ ସହକର୍ମୀ ପୀତାମ୍ବରୀ ଦେବୀ ଓ ଅନ୍ୟାନ୍ୟ ସହକର୍ମୀମାନେ ଶବ୍ଦ ସଂଗ୍ରହ ଓ ସଂକଳନରେ ସାହାଯ୍ୟ କରିଥିଲେ । ବିଶ୍ୱନାଥ କର ଥିଲେ ଏହାର ପ୍ରକାଶକ । ଏହା ଥିଲା ପ୍ରଥମ ଓଡ଼ିଆ ଶବ୍ଦକୋଷ । ସଂକଳନ ସହ ପ୍ରହରାଜ ସର୍ବସାଧାରଣ ଅନୁଦାନ ସଂଗ୍ରହ ଓ ଛପା ଖର୍ଚ୍ଚ ମଧ୍ୟ ବହନ କରିଥିଲେ । ତତ୍କାଳୀନ ବଙ୍ଗ, ମାନ୍ଦ୍ରାଜ ପ୍ରଦେଶ, ଅନେକ ଓଡ଼ିଆ କଥିତ ଅଞ୍ଚଳର ଶାସକ ଓ ବ୍ରିଟିଶ ସରକାର ଏହି ଗ୍ରନ୍ଥାବଳୀ ପାଇଁ ପୃଷ୍ଠପୋଷକତା ଯୋଗାଇଥିଲେ ।
ବରାହମିହିର (ସନ ୫୦୫- ସନ ୫୮୭) ହେଉଛନ୍ତି ଜଣେ ମହାନ୍ ଭାରତୀୟ ଗଣିତଜ୍ଞ, ଜ୍ୟୋତିର୍ବିଦ ଓ ଖଗୋଳ ବିଜ୍ଞାନୀ। ସେ କେବଳ ବରାହ ବା ମିହିର ଭାବେ ମଧ୍ୟ ପରିଚିତ। ତାଙ୍କର ଜନ୍ମ ଉଜ୍ଜୟିନୀରେ ହୋଇଥିଲା ।ପିତା ଆଦିତ୍ୟଦାସଙ୍କଠାରୁ ପାରମ୍ପାରିକ ଗଣିତ ଏବଂ ଜ୍ୟୋତିଷ ଶାସ୍ତ୍ର ଅଧ୍ୟୟନ କରି ସେଥିରେ ଅନେକ ସଂସ୍କାର ଆଣିଥିଲେ। ଗୁପ୍ତ ସାମ୍ରାଜ୍ୟର ବିକ୍ରମାଦିତ୍ୟ(ଚନ୍ଦ୍ରଗୁପ୍ତ-୨ୟ)ଙ୍କ ରାଜସଭାରେ ସେ ନବରତ୍ନଙ୍କ ମଧ୍ୟରେ ସ୍ଥାନ ପାଇଥିଲେ।
ଚୀନ୍ , ଆନୁଷ୍ଠାନିକ ଭାବରେ ଚୀନ୍ ଗଣରାଜ୍ୟ (PRC) , ପୂର୍ବ ଏସିଆର ଏକ ଦେଶ । ୧.୪ ବିଲିୟନରୁ ଅଧିକ ଜନସଂଖ୍ୟା ସହିତ , ଏହା ଭାରତ ପରେ ଦ୍ୱିତୀୟ ସର୍ବାଧିକ ଜନସଂଖ୍ୟା ବିଶିଷ୍ଟ ଦେଶ , ଯାହା ବିଶ୍ୱ ଜନସଂଖ୍ୟାର ୧୭.୪% ପ୍ରତିନିଧିତ୍ୱ କରେ । ଚୀନ୍ ବିଶାଳ ; ଏହା ପ୍ରାୟ ୯.୬ ନିୟୁତ ବର୍ଗ କିଲୋମିଟର ( ୩,୭୦୦,୦୦୦ ବର୍ଗ ମାଇଲ ) ଅଞ୍ଚଳ ପରିବ୍ୟାପ୍ତ ଚଉଦ ଦେଶକୁ ଭୂମି ଦ୍ୱାରା ସୀମାବଦ୍ଧ କରିଥାଏ , ଯାହା ଏହାକୁ ଭୂମି କ୍ଷେତ୍ର ଅନୁସାରେ ତୃତୀୟ ବୃହତ୍ତମ ଦେଶ କରିଥାଏ । ଦେଶଟି ୩୩ଟି ପ୍ରଦେଶ-ସ୍ତରୀୟ ବିଭାଗରେ ବିଭକ୍ତ : ୨୨ଟି ପ୍ରଦେଶ , ୫ଟି ସ୍ୱାୟତ୍ତ ଅଞ୍ଚଳ , ୪ଟି ପୌରପାଳିକା ଏବଂ ୨ଟି ଅର୍ଦ୍ଧ-ସ୍ୱାୟତ୍ତ ସ୍ୱତନ୍ତ୍ର ପ୍ରଶାସନିକ ଅଞ୍ଚଳ । ବେଜିଂ ( Beijing ) ଦେଶର ରାଜଧାନୀ , ଯେତେବେଳେ କି ସାଂଘାଇ ସହରାଞ୍ଚଳ ଅନୁସାରେ ଏହାର ସର୍ବାଧିକ ଜନସଂଖ୍ୟା ବିଶିଷ୍ଟ ସହର ଏବଂ ସର୍ବବୃହତ ଆର୍ଥିକ କେନ୍ଦ୍ର । ସଭ୍ୟତାର ଛଅଟି ଉଦ୍ଗମ ସ୍ଥଳ ମଧ୍ୟରୁ ଗୋଟିଏ ଭାବରେ ବିବେଚିତ ଚୀନ୍ , ପ୍ରାଚୀନପ୍ରସ୍ତର କାଳୀନ ସମୟରେ ଏହି ଅଞ୍ଚଳରେ ପ୍ରଥମ ମାନବ ବାସିନ୍ଦାଙ୍କ ଆଗମନ ଦେଖିଥିଲା । ଦ୍ୱିତୀୟ ସହସ୍ରାବ୍ଦ ଖ୍ରୀଷ୍ଟପୂର୍ବର ଶେଷ ସୁଦ୍ଧା , ପ୍ରାରମ୍ଭିକ ରାଜବଂଶୀୟ ରାଜ୍ୟଗୁଡ଼ିକ ୟେଲୋ ନଦୀ ( ହ୍ବାଙ୍ଗ୍-ହୋ ନଦୀ ) ଅବବାହିକାରେ ଆବିର୍ଭାବ ହୋଇଥିଲା । ଖ୍ରୀ. ପୂ. ଅଷ୍ଟମରୁ ତୃତୀୟ ଶତାବ୍ଦୀ ମଧ୍ୟରେ ଝୋଉ ( Zhou ) ବଂଶର ପ୍ରଭୁତ୍ୱର ପତନ ଘଟିଲା , ଯାହା ସହିତ ପ୍ରଶାସନିକ ଓ ସେନା ସମ୍ପର୍କୀୟ ପ୍ରଣାଳୀ , ସାହିତ୍ୟ , ଦାର୍ଶନିକତା ଓ ଇତିହାସଲେଖନର ଉଦୟ ହୋଇଥିଲା । ୨୨୧ ଖ୍ରୀ.
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ଲେଖକମାନଙ୍କ ତାଲିକା
ଆଞ୍ଚଳିକ ଭାଷା ସାହିତ୍ୟରେ ଉଚ୍ଚକୋଟୀର ସାହିତ୍ୟ ରଚନା ନିମନ୍ତେ କେନ୍ଦ୍ର ସରକାରଙ୍କ ତରଫରୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥାଏ ।
ଶୈଳେନ୍ଦ୍ର ଦ୍ୱିବେଦୀ(ଜନ୍ମ : ୨୪ ଅପ୍ରେଲ ୧୯୬୪) ଜଣେ ଓଡ଼ିଆ ସାହିତ୍ୟିକ । ମୁଖ୍ୟତଃ ପ୍ରବନ୍ଧ ଲେଖୁଥିବା ଶୈଳେନ୍ଦ୍ର, ଓଡ଼ିଶାର ବିଭିନ୍ନ ଖବରକାଗଜରେ ନିୟମିତ ସ୍ତମ୍ବ ମଧ୍ୟ ଲେଖନ୍ତି । ବୃତ୍ତିରେ ସେ ଜଣେ ପ୍ରଶାସନିକ ଅଧିକାରୀ । ସେ ୧୯୬୪ ମସିହାରେ କେନ୍ଦ୍ରାପଡ଼ା ଜିଲ୍ଲାର ପାଟକୁରା ବ୍ଲକର ତଳକୁସୁମା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ୧୯୮୫ମସିହାରେ ଉତ୍କଳ ବିଶ୍ୱବିଦ୍ୟାଳୟରୁ ଶୈଳେନ୍ଦ୍ର ସ୍ନାତକୋତ୍ତର ଶିକ୍ଷା ଶେଷ କରିଛନ୍ତି । ୧୯୮୬ମସିହାରେ ସେ ଓଡ଼ିଶା ସରକାରଙ୍କ ଅଧିନରେ ସହକାରୀ ଶ୍ରମ ଅଧିକାରୀ ଭାବରେ କାର୍ଯ୍ୟାରମ୍ଭ କରିଥିଲେ । ଇତିମଧ୍ୟରେ ସେ ପଞ୍ଚାୟତିରାଜ, ମତ୍ସ ଓ ପଶୁପାଳନା, ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ଆଦି ବିଭାଗରେ କାମ କରିସାରିଛନ୍ତି ।
ଓଡ଼ିଆ ଭାଷା ଓ ସାହିତ୍ୟ ଅତି ପ୍ରାଚୀନ । ଅଠରଶହ ବର୍ଷ ତଳର ବିଭାଷ ଓଡ୍ର ଭାରତର ମୂଳ ଭାଷା ସଂସ୍କୃତ, ପ୍ରାକୃତ ଭାଷା ପାଲି ଇତ୍ୟାଦିର ପ୍ରଭାବରେ ପରିବର୍ତ୍ତିତ ହୋଇ ଆଧୁନିକ ଓଡ଼ିଆ ଭାଷାର ରୂପ ଧାରଣ କରିଛି । ଏହି ଭାଷାର ଅଭ୍ୟୁଦୟ ତଥା ଉତ୍ଥାନ ସକାଶେ ଓଡ଼ିଶାର ଅସଂଖ୍ୟ ଜନସାଧାରଣ ଏବଂ ଏହାର ସମସ୍ତ କବି ଓ ଲେଖକଙ୍କ ଅବଦାନ ଯେ ଅତୁଳନୀୟ ଏକଥା ଉଲ୍ଲେଖ କରିବା ଅନାବଶ୍ୟକ । ଖ୍ରୀଷ୍ଟାବ୍ଦ ଦ୍ୱାଦଶ ମସିହା ବେଳକୁ ଓଡ଼ିଆ ଭାଷା ଏହାର ଆଧୁନିକ ରୂପ ଧାରଣ କରିଥିଲା । ଏହାର ପରବର୍ତ୍ତୀ ସମୟରେ ଓଡ଼ିଆ ସାହିତ୍ୟ, ଓଡ଼ିଶାର ଅଧିବାସୀ ଓ ସେମାନଙ୍କର ରୀତି, ନୀତି, ଚାଲି, ଚଳଣ ଉପରେ ଯେଉଁ କବିମାନଙ୍କର ରଚନା ଗଭୀର ପ୍ରଭାବ ବିସ୍ତାର କରିଥିଲା । ଅଧିକାଂଶ ରଚୟିତାଙ୍କ ନାମ ତଥା ରଚନା, କାଳର ଅକାଳ ଗର୍ଭରେ ଲୀନ ହୋଇଯାଇଛି । ଯେଉଁ କେତେକଙ୍କ ରଚନା ସଂରକ୍ଷିତ ସେମାନଙ୍କ ମଧ୍ୟରୁ ଅତ୍ୟନ୍ତ ଲୋକପ୍ରିୟ କବି ଓ ଲେଖକଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ରଚନା ଉପର ଯଥେଷ୍ଟ ଗବେଷଣା ମଧ୍ୟ ହୋଇନାହିଁ । ଏଠାରେ କେତେକ ଲୋକପ୍ରିୟ କବି ଓ ସେମାନଙ୍କର ପ୍ରଧାନ ରଚନା ବିଷୟରେ ଆଲୋଚନା କରାଯାଇଛି । ଆହୁରି ତଳେ ବିସ୍ତୃତ ଭାବରେ ଓଡ଼ିଆ କବିଙ୍କ ସୂଚୀ ଦିଆଯାଇଛି ।