ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
{{Use British English|date=November 2011}} ଶ୍ରୀନିବାସ ରାମାନୁଜନ (pronunciation ) (୨୨ ଡିସେମ୍ବର ୧୮୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ 'ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ , କୋଶଳ , କୋଙ୍ଗଦ , ଉଡ୍ର ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.
ପଖାଳ (ପଖାଳ ଭାତ ନାମରେ ମଧ୍ୟ ଜଣା) ଭାତରେ ପାଣି ମିଶାଇ ତିଆରି କରାଯାଉଥିବା ଏକ ଓଡ଼ିଆ ଖାଦ୍ୟ । ଏହା ଜଗନ୍ନାଥ ମନ୍ଦିରରେ ତିଆରି ଛପନ ଭୋଗ ଭିତରୁ ଏକ । ପଖାଳ ଖରା ଦିନରେ ଓଡ଼ିଆ ଘରମାନଙ୍କରେ ଦେହରୁ ତାତି କମାଇବା ପାଇଁ ତଥା ପେଟ ଗରମ ଓ ଦେହରେ ପାଣି କମିଯିବା ଭଳି ରୋଗର ପ୍ରତିକାର ନିମନ୍ତେ ଖିଆଯାଇଥାଏ । ଭାତକୁ ପାଣିରେ ପଖାଳି ତିଆରି କରାଯାଉଥିବାରୁ ଏହାକୁ ପଖାଳ କୁହାଯାଏ । ଏହାର ପାଣିକୁ ତୋରାଣି କୁହାଯାଏ । ସାଧାରଣତଃ ଖରାବେଳେ ବା ଉପରଓଳି ପଖାଳ ଖିଆଯାଏ । ପଖାଳର ଲୋକାଦୃତି ଓ ପ୍ରସାର ଉଦ୍ଦେଶ୍ୟରେ ମାର୍ଚ୍ଚ ମାସ ୨୦ ତାରିଖକୁ ପଖାଳ ଦିବସ ଭାବେ ନାମିତ କରାଯାଇଛି ।
ବିଶ୍ୱନାଥ କର, ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା, (୨୪ ଡିସେମ୍ବର ୧୮୬୪–୧୯ ଅକ୍ଟୋବର ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ । ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ "ରାୟ ବାହାଦୁର" ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ ବିବିଧା ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ । ପୁସ୍ତକଟି ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ ଉତ୍କଳ ସାହିତ୍ୟରେ ପୂର୍ବରୁ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ପ୍ରଦୂଷଣ ହେଉଛି ପ୍ରାକୃତିକ ପରିବେଶରେ ପ୍ରଦୂଷକ ପଦାର୍ଥର ପରିଚୟ, ଯାହା ସ୍ୱାଭାବିକ ପ୍ରକୃତିରେ ପ୍ରତିକୂଳ ପରିବର୍ତ୍ତନ ଆଣିଥାଏ । ପ୍ରଦୂଷଣ ରାସାୟନିକ ପଦାର୍ଥ ବା ଶକ୍ତିର ରୂପ ନେଇପାରେ, ଯେପରିକି ଶବ୍ଦ, ଉତ୍ତାପ କିମ୍ବା ଆଲୋକ । ପ୍ରଦୂଷଣ, ପ୍ରଦୂଷଣର ଉପାଦାନ, ବିଦେଶୀ ପଦାର୍ଥ/ଶକ୍ତି କିମ୍ବା ପ୍ରାକୃତିକ ଭାବରେ ଘଟୁଥିବା ପ୍ରଦୂଷକ ହୋଇପାରେ । ପ୍ରଦୂଷଣ ପ୍ରାୟତଃ ଏକ ନିର୍ଦ୍ଧିଷ୍ଟ ଉତ୍ସ କିମ୍ବା ବହୁ ଉତ୍ସଜନିତ ପ୍ରଦୂଷଣ ଭାବରେ ଶ୍ରେଣୀଭୁକ୍ତ ହୋଇଥାଏ । ୨୦୧୫ରେ, ପ୍ରଦୂଷଣରେ ବିଶ୍ୱରେ ୯ ନିୟୁତ ଲୋକ ପ୍ରାଣ ହରାଇଥିଲେ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
'ରବୀନ୍ଦ୍ରନାଥ ଠାକୁର ' ( (listen); Bengali pronunciation: [robind̪ro nat̪ʰ ʈʰakur]), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିତ, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା । ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା ।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା' ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ । ରବୀନ୍ଦ୍ରନାଥଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ, ୧୩ଟି ଉପନ୍ୟାସ, ୩୬ଟି ପ୍ରବନ୍ଧ, ୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି । ଗୀତାଞ୍ଜଳିର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ, ତାଜା, ସୁମଧୁର କବିତା; ୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇଂରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କଦ୍ୱାରା ରଚିତ ସଂଗୀତ ୨ଟି ଦେଶ, ନିଜ ନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି: ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା" । ଶ୍ରୀଲଙ୍କାର ଜାତୀୟ ସଂଗୀତ ମଧ୍ୟ ଟାଗୋରଙ୍କଠାରୁ ପ୍ରେରଣା ଲାଭ କରିଥିଲା ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ବିନୋଦ ଚନ୍ଦ୍ର ନାୟକ (୨ ସେପ୍ଟେମ୍ବର ୧୯୧୯ - ୧୫ ନଭେମ୍ବର ୨୦୦୩) ଜଣେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଓଡ଼ିଆ ସାହିତ୍ୟିକ ଥିଲେ । ଗତାନୁଗତିକ ଧାରାରୁ ବାହାରି ଆଧୁନିକତା ସଙ୍ଗେ ରୋମାଣ୍ଟିକ ଚିନ୍ତାଧାରାର ସମ୍ମିଶ୍ରଣ ତାଙ୍କ କବିତାର ବିଶେଷତା ଥିଲା । କବିତା ସଂକଳନ ସରୀସୃପ ପାଇଁ ସେ ୧୯୭୦ ମସିହାରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ ହୋଇଥିଲେ । ତାଙ୍କ କବିତା ସାରା ଦେଶରେ ଆଦୃତ ହୋଇଛି ଓ ବହୁ ଭାଷାରେ ଅନୁବାଦିତ ହୋଇଛି । ତାଙ୍କର କୃତି ସମୂହ ଉପରେ ଅନେକ ବିଦ୍ୟାର୍ଥୀ ଉଚ୍ଚତର ଗବେଷଣା କରି ଡକ୍ଟରେଟ ଉପାଧି ପାଇଛନ୍ତି ।
ବନମାଳୀ ଦାସ (୧୭୨୦-୧୭୯୩) ଅଷ୍ଟାଦଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ଭକ୍ତକବି ଓ ଓଡ଼ିଶୀ ସଙ୍ଗୀତକାର ଥିଲେ । "ଦୀନବନ୍ଧୁ ଦଇତାରୀ" , "କେଡେ ଛନ୍ଦ ଜାଣେ ଲୋ ସହି" , ଜଗନ୍ନାଥ କିଛି ମାଗୁ ନାହିଁ ତୋତେ"ମଣିମା ହେ ଏତିକି ମାଗୁଣି ମୋର" ଇତ୍ୟାଦି ତାଙ୍କର ଅନେକ ଜଣାଶୁଣା ରଚନା ଓ ଓଡ଼ିଶୀ ସଙ୍ଗୀତରେ ବ୍ୟବହୃତ । ତାଙ୍କ ଲୋକପ୍ରିୟ ଗୀତସବୁ ପର୍ବପର୍ବାଣି, ଜନସମାଗମ ସ୍ଥଳ ଓ ଓଡ଼ିଶୀ ସଙ୍ଗୀତରେ ବୋଲାଯାଇଥାଏ । ସେ ମଧ୍ୟଯୁଗୀୟ ଓଡ଼ିଆ ଭକ୍ତି-ସାହିତ୍ୟର ଆଦି କବି ଭାବେ ଜଣା । ପ୍ରାରମ୍ଭିକ ଭାବେ କେବଳ ପ୍ରେମ କାବ୍ୟ ରଚନା ଆରମ୍ଭ କରିଥିଲେ ମଧ୍ୟ ପରେ ତାଙ୍କ ରଚନାଗୁଡ଼ିକ ଅଧିକ ଲୋକାଦୃତି ଲାଭ କରିଥିଲା ଓ ସେ ନିଜ ସମକାଳୀନ କବିମାନଙ୍କ ମଧ୍ୟରେ ଜଣାଶୁଣା ଥିଲେ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂଶାସିତ ମହାବିଦ୍ୟାଳୟ, ପାରଳାଖେମୁଣ୍ଡି
"ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂଶାସିତ ମହାବିଦ୍ୟାଳୟ" ଦକ୍ଷିଣ ଓଡ଼ିଶାର, ଗଜପତି ଜିଲ୍ଲାରେ ଅବସ୍ଥିତ ପାରଳାଖେମୁଣ୍ଡି ସହର ଉପକଣ୍ଠରେ ଥିବା ଗୋଟିଏ ପୂରାତନ ସ୍ୱୟଂଶାସିତ ମହାବିଦ୍ୟାଳୟ ଅଟେ। ଏହା ଦକ୍ଷିଣ ଓଡ଼ିଶାର ସର୍ବପୁରାତନ ମହାବିଦ୍ୟାଳୟ କହିଲେ ଅତ୍ୟୁକ୍ତି ହେବ ନାହିଁ। ୧୮୯୬ ମସିହାରେ ସ୍ଥାପିତ ଏହି ମହାବିଦ୍ୟାଳୟ, ୨୦୦୨ ମସିହାରେ "ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ" (University Grant Commission)ଦ୍ୱାରା ସ୍ୱୟଂଶାସିତ ମହାବିଦ୍ୟାଳୟର ମାନ୍ୟତା ଏବଂ ୨୦୦୪ ମସିହାରେ "ରାଷ୍ଟ୍ରୀୟ ମୁଲ୍ୟାଙ୍କନ ଏବଂ ପ୍ରତ୍ୟାୟନ ପରିଷଦ" (National Assessment and Accreditation Council)ଦ୍ୱାରା "ଖ"(B grade) ଶ୍ରେଣୀ ମାନ୍ୟତା ପ୍ରାପ୍ତ କରିଥିଲା । କଳା, ବିଜ୍ଞାନ ଓ ବାଣିଜ୍ୟରେ ସ୍ନାତକ ପାଠ୍ୟକ୍ରମ ପାଇଁ ଏଠାରେ ସମସ୍ତ ପ୍ରକାର ବ୍ୟବସ୍ଥା ରହିଛି । ସ୍ନାତକ ପାଠ୍ୟକ୍ରମର ଶିକ୍ଷାଦାନ ପାଇଁ ଓଡ଼ିଶାର ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସହ ଏହା ସହବନ୍ଧିତ ଏବଂ ଯୁକ୍ତ ୨ ପାଠ୍ୟକ୍ରମର ଶିକ୍ଷାଦାନ ପାଇଁ ଏହି ଅନୁଷ୍ଠାନଟି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶା ସହ ମଧ୍ୟ ଅନୁବନ୍ଧିତ ।
ଲିଥିୟମ (ଏହା ଗ୍ରୀକ ଶବ୍ଦ ଲିଥୋସ୍ / Lithosରୁ ଅସିଛିମାନେ 'ପଥର') ହେଉଛି ଏକ ନରମ, ରୂପା ଭଳି ଧଳା ଦେଖାଯାଉଥିବା ଧାତୁ ଯାହାର ପ୍ରତୀକ Li ଓ ପରମାଣୁ କ୍ରମାଙ୍କ ୩ । ଏହା ଏତେ ନରମ ଯେ ଏହାକୁ ଛୁରିଦ୍ୱାରା ମଧ୍ୟ କଟା ଯାଇପାରିବ । ଏହା ଅନ୍ୟ ଧାତୁ ଗୁଡ଼ିକ ମଧ୍ୟରେ ସବୁଠାରୁ ହାଲୁକା କିନ୍ତୁ ଏହା ସାନ୍ଧ୍ରତା (density) ଜଳର ଅର୍ଦ୍ଧେକ । ( ବିଗ୍ ବ୍ୟାଙ୍ଗ୍ର ପ୍ରଥମ କ୍ଷଣରେ ତିଆରି ତିନୋଟି ଧାତୁ ଭିତରୁ ଲିଥିୟମ ଅନ୍ୟତମ । ଅନ୍ୟଦୁଇଟି ହେଲେ ଉଦଜାନ ଓ ହିଲିଅମ - ଜୋତିର୍ବିଦଙ୍କ ଅନୁସାରେ ଏହି ଦୁଇଟି ମୌଳିକର ପରିମାଣ ଲିଥିୟମଠାରୁ ଅନେକ ଗୁଣରେ ଅଧିକ । )
ଲିନକ୍ସ (ଇଂରାଜୀ:linux) ଅଧିକାଂଶ କ୍ଷେତ୍ରରେ ଇଉନିକ୍ସ(UNIX) ପରି ମନେହୁଏ ଓ ଇଉନିକ୍ସ ପରି ଦେଖାଯାଏ । କିନ୍ତୁ ଲିନକ୍ସ , ଇଉନିକ୍ସ ଅପେକ୍ଷା ନୂଆ ଅଟେ । ଏହାର ଗଠନ ଆରମ୍ଭ ହେଲା ୧୯୯୧ରେ , ଯେତେବେଳେ ଜଣେ ଫିନ୍ (Finnish) ଛାତ୍ର "ଲିନସ ଟରୱାଲଡସ୍" (Linus Torvalds) ଲିନକ୍ସର ଲେଖା ଆରମ୍ଭ କଲେ, ୮୦୩୮୬ ପ୍ରୋସେସର ପାଇଁ ଏକ ଛୋଟିଆ କର୍ନେଲ(Kernel) ଟିଏ ।
କାଜଲ (ଜନ୍ମ: କାଜଲ ମୁଖାର୍ଜୀ; ୫ ଅଗଷ୍ଟ ୧୯୭୪) ଜଣେ ଭାରତୀୟ ଅଭିନେତ୍ରୀ । ସେ ମୁଖ୍ୟତଃ ହିନ୍ଦୀ କଥାଚିତ୍ର ଜଗତରେ କାର୍ଯ୍ୟ କରନ୍ତି । କାଜଲ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ । ସେ ଅଭିନେତ୍ରୀ ତନୁଜା ସମର୍ଥ ଏବଂ ଚଳଚ୍ଚିତ୍ର ପ୍ରଯୋଜକ ଶୋମୁ ମୁଖାର୍ଜୀଙ୍କର ଝିଅ । ସେ ୬ଟି ଫିଲ୍ମଫେୟାର ପୁରସ୍କାର ଜିତିଛନ୍ତି । ହିନ୍ଦୀ କଥାଚିତ୍ର ଜଗତରେ ନାରୀ ଅଭିନେତ୍ରୀ ଭାବରେ ସବୁଠାରୁ ଅଧିକ ଫିଲ୍ମଫେୟାର ପୁରସ୍କାର କାଜଲ ଜିତିଛନ୍ତି । ୨୦୧୧ ମସିହାରେ ଭାରତ ସରକାର କାଜଲଙ୍କୁ ଭାରତର ୪ର୍ଥ ସର୍ବୋଚ୍ଚ ସମ୍ମାନ ପଦ୍ମଶ୍ରୀରେ ସମ୍ମାନିତ କରିଥିଲେ । ୨୦୦୬ରେ ଯୁକ୍ତରାଷ୍ଟ୍ର ଆମରିକାରେ ବଲିଉଡ୍ କିମ୍ବଦନ୍ତୀ ଭାବରେ କାଜଲର ମୂର୍ତ୍ତି ସ୍ଥାପନ କରାଯାଇଥିଲା ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ନୀତୁ ସିଂହ, ଜଣେ ଓଡ଼ିଆ ଦୂରଦର୍ଶନ ଏବଂ କଥାଚିତ୍ର ଅଭିନେତ୍ରୀ । ସେ ଇ ଟିଭି ଓଡ଼ିଆରେ ପ୍ରସାରିତ ଧାରାବାହିକ ଗାୟତ୍ରୀ ଜରିଆରେ ଅଧିକ ଲୋକପ୍ରିୟ ହୋଇଥିଲେ । ଏହି ଧାରାବାହିକରେ ସେ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ । ସେ ଡିଡି ଓଡ଼ିଆରେ 'ଜୟ ସନ୍ତୋଷୀ ମାଆ' ଧାରାବାହିକରେ ମଧ୍ୟ ଅଭିନୟ କରିଥିଲେ । ଏହାପରେ ସେ ୨୦୧୬ରେ କଲର୍ସ ଓଡ଼ିଆରେ ପ୍ରସାରିତ ଧାରାବାହିକ 'ତୁଳସୀ'ରେ ଅଭିନୟ କରିଥିଲେ । ୨୦୧୭ରେ ତରଙ୍ଗ ଟିଭିରେ ପ୍ରସାରିତ ଧାରାବାହିକ 'ନୂଆବୋହୁ'ରେ ଅଭିନୟ କରିଥିଲେ ।
ଶାମ୍ବ ଦଶମୀ ପୌଷ ଶୁକ୍ଳ ଦଶମୀ ଦିନ ପାଳନ କରାଯାଏ । ଶାମ୍ବ ଦଶମୀ ହେଉଛି ସୂର୍ଯ୍ୟପୂଜାର ପର୍ବ, ଯେପରି କୁମାରପୂର୍ଣ୍ଣମୀ ଚନ୍ଦ୍ରପୂଜା ପର୍ବ । ବର୍ଷର ବାରମାସ ଯାକ ବିଭିନ୍ନ ପର୍ବପର୍ବାଣି ପାଳିତ ହେଉଥିଲେ ମଧ୍ୟ ମୁଖ୍ୟତଃ ଶ୍ରାବଣ ଅମାବାସ୍ୟା ଚିତାଲାଗିଠାରୁ ପୌଷ ଶୁକ୍ଳ ଦଶମୀ ଶାମ୍ବଦଶମୀ ମଧ୍ୟରେ ଅଧିକାଂଶ ପର୍ବ ପାଳିତ ହୋଇଥାଏ । ଏହି ସମୟ ମଧ୍ୟରେ ପାଳିତ ହେଉଥିବା ପବପର୍ବାଣିରେ ଏଥିପାଇଁ ଗାଉଁଲୀ ଢଗ ରହିଛି ଯଥା-""ଅଇଲା ଚିତୋଉ ନାନୀ/ ବାରଓଷା ପର୍ବ ସଙ୍ଗରେ ଘେନି, ଶମ୍ବର ଦଶମୀ ଅଲଣାଦାଉ/ ସବୁ ଓଷା ବାର ଏଇଠି ଥାଉ ।"
ତ୍ରିଲୋଚନ ସାହୁ (ଜନ୍ମ: ୮ ଅଗଷ୍ଟ ୧୯୯୦) ଜଣେ ଓଡ଼ିଆ ଲେଖକ ଓ କ୍ଷୁଦ୍ର ଚଳଚ୍ଚିତ୍ର ନିର୍ମାତା । ତାଙ୍କର ପ୍ରଥମ ପୁସ୍ତକ ଶେଷ ସ୍ୱପ୍ନ କେନ୍ଦ୍ର ସାହିତ୍ୟ ଏକାଡେମି, ନୂଆଦିଲ୍ଲୀଦ୍ୱାରା ପ୍ରକାଶ କରାଯାଇଅଛି । ସେ ପାଖାପାଖି ୩୦ଟି ତଥ୍ୟ ଭିତ୍ତିକ ଚଳଚ୍ଚିତ୍ର ଏବଂ କ୍ଷୁଦ୍ର ଚଳଚ୍ଚିତ୍ର ନିର୍ମାଣ କରିଛନ୍ତି । ପ୍ରକୃତି, ପର୍ଯ୍ୟାବରଣ ଓ ବନ୍ୟପ୍ରାଣୀ ସଂରକ୍ଷଣ ଦିଗରେ ସେ ମଧ୍ୟ ଅନେକ ସଚେତନତା କାର୍ଯ୍ୟକ୍ରମ କରିଆସୁଛନ୍ତି ।
ଶୁକ୍ରବାର ହେଲା ସପ୍ତାହର ଏକ ଦିନ ଯାହା ଗୁରୁବାର ପରେ ଓ ଶନିବାର ପୂର୍ବରୁ ଆସେ । ହିନ୍ଦୁ ଧାର୍ମିକ ପରମ୍ପରାରେ ଶୁକ୍ରବାର ଶକ୍ତିମାତା ଏବଂ ଗ୍ରହଦେବତା ଶୁକ୍ରଙ୍କୁ ସମର୍ପିତ । ଶକ୍ତିଙ୍କ ସ୍ୱରୂପ ହେଲେ ଦେବୀ ମାତା ଦୁର୍ଗା ଏବଂ ତାଙ୍କର ଅବତାର କାଳୀ, ଅନ୍ନପୂର୍ଣ୍ଣେଶ୍ୱରୀ ଏବଂ ସନ୍ତୋଷୀ I ଏହି ଦିନ ମୁଖ୍ୟତଃ ଦେବୀ ସନ୍ତୋଷୀ ମାତାଙ୍କ ସମ୍ମାନର୍ଥେ ବ୍ରତଧାରଣ କରାଯାଇଥାଏ I ଏହି ବ୍ରତ-ଉପବାସ ‘ଷୋହଳ ଶୁକ୍ରବାର ବ୍ରତ’ ଭାବେ ସମଗ୍ର ଭାରତରେ ପ୍ରସିଦ୍ଧ I କାରଣ ବ୍ରତଧାରୀମାନେ କ୍ରମାଗତ ଭାବେ ୧୬ଟି ଶୁକ୍ରବାରରେ ଉପବାସ ପାଳନ କରିଥା‘ନ୍ତି I ମା'ସନ୍ତୋଷୀଙ୍କୁ ପୂଜା କଲେ ସୁଖ, ଶାନ୍ତି ପ୍ରାପ୍ତି ସହ ମନସ୍କାମନା ପୂର୍ଣ୍ଣ ହୁଏ ବୋଲି ବିଶ୍ୱାସ ରହିଛି । ଯେକୌଣସି ମାସର ଶୁକ୍ଳପକ୍ଷରୁ ଏହି ବ୍ରତ ଆରମ୍ଭ କରାଯାଇଥାଏ । ଏହିଦିନରେ ଶୁଭ୍ର-ଶ୍ୱେତ ବର୍ଣ୍ଣକୁ ଗୁରୁତ୍ୱ ଦିଆଯାଏ I ଏହିଦିନରେ ଶକ୍ତିଙ୍କର ଉପାସନା ଅତ୍ୟନ୍ତ ପବିତ୍ର କର୍ମବିଶେଷ I ଭାରତର ବିଭିନ୍ନ ଅଞ୍ଚଳରେ ଥିବା ଶକ୍ତି ଉପାସନା ଧର୍ମପୀଠ ଗୁଡ଼ିକରେ ଏହିଦିନ ପ୍ରବଳ ଜନସମାଗମ ହୋଇଥାଏ I ଭକ୍ତ-ଶ୍ରଦ୍ଧାଳୁମାନେ ଶ୍ୱେତବସ୍ତ୍ର ପରିଧାନପୂର୍ବକ ପୂଜାପାଠ କରିଥା’ନ୍ତି I ସୂର୍ଯ୍ୟୋଦୟ ପୂର୍ବରୁ ଉପବାସ ଆରମ୍ଭ ହୋଇ ଭଙ୍ଗ କରାଯାଏ ସୂର୍ଯ୍ୟାସ୍ତ ପରେ I ବ୍ରତଧାରୀମାନେ କେବଳ ରାତ୍ରିଭୋଜନ ଗ୍ରହଣ କରିଥା’ନ୍ତି I ଦୁଗ୍ଧ ଏବଂ ଖିରି ଭଳି ଶ୍ୱେତବର୍ଣ୍ଣା ଖାଦ୍ୟ-ଦ୍ରବ୍ୟ ଗ୍ରହଣ କରିବା ବିଧି ସର୍ବତ୍ର ପ୍ରଚଳିତ । ମା'ସନ୍ତୋଷୀଙ୍କ ବ୍ରତଧାରୀଙ୍କୁ ଶୁକ୍ରବାର ଦିନ ଖଟା ଓ ଆମିଷ ଖାଦ୍ୟ ବାରଣ କରାଯାଇଥାଏ । ବ୍ରତ ଶେଷରେ ହଳଦି, ଗୁଡ଼ ଓ ଚଣାର ଭୋଗ ଲଗାଯାଏ ।
ଓଡ଼ିଶା ସରକାର, ଓଡ଼ିଶା ଓ ଓଡ଼ିଶାର ଅନ୍ତର୍ଗତ ୩୦ଟି ଜିଲ୍ଲାର ଶାସନ କାର୍ଯ୍ୟ ପରିଚାଳନା କରନ୍ତି । ଭାରତର ଅନ୍ୟ ରାଜ୍ୟ ଗୁଡ଼ିକ ଭଳି ରାଜ୍ୟପାଳ ରାଜ୍ୟର ପ୍ରଶାସନିକ ମୁଖ୍ୟ ଅଟନ୍ତି ଓ ସେ କେନ୍ଦ୍ର ସରକାରଙ୍କ ପରାମର୍ଶରେ ଭାରତର ରାଷ୍ଟ୍ରପତିଙ୍କଦ୍ୱାରା ନିଯୁକ୍ତ ହୁଅନ୍ତି । ତାଙ୍କର ପଦବୀ ମୁଖ୍ୟତଃ ଆନୁଷ୍ଠାନିକ । ମୁଖ୍ୟମନ୍ତ୍ରୀ ହେଉଛନ୍ତି ସରକାରର ମୁଖ୍ୟ ଏବଂ ଅଧିକାଂଶ କାର୍ଯ୍ୟନିର୍ବାହୀ କ୍ଷମତା ତାଙ୍କ ଉପରେ ନ୍ୟସ୍ତ । ଭୁବନେଶ୍ୱର ହେଉଛି ଓଡ଼ିଶାର ରାଜଧାନୀ ଏବଂ ଏଥିରେ ବିଧାନ ସଭା (ବିଧାନ ସଭା) ଏବଂ ସଚିବାଳୟ ରହିଛନ୍ତି । କଟକଠାରେ ଓଡ଼ିଶାର ଉଚ୍ଚ ନ୍ୟାୟାଳୟ ଅବସ୍ଥିତ ।
ଭୈରବ, ୨୦୧୭ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଶିଶିର ଚନ୍ଦ୍ର ଦାସ ଓ ପ୍ରଭାତ କୁମାର ପ୍ରଧାନ । ଦେବୀଦତ୍ତ ମହାନ୍ତି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ମୃତ୍ୟୁଞ୍ଜୟ ସାହୁ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ । ଗୀତିକାର ନିର୍ମଳ ନାୟକ କଥାଚିତ୍ରଟିର ଗୀତଗୁଡ଼ିକ ରଚନା କରିଥିଲେ ।
ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର, ପଠାଣି ସାମନ୍ତ ନାମରେ ପରିଚିତ, ଜଣେ ଭାରତୀୟ ଜ୍ୟୋତିର୍ବିଦ, ଗଣିତଜ୍ଞ ଓ ବିଦ୍ୱାନ ଥିଲେ । ସେ ବାଉଁଶ ନଳୀ ସାହାଯ୍ୟରେ ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ଗଣନା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବା ନିମନ୍ତେ ଜଣା। ସେ ନିଜ ଗବେଷଣା ସିଦ୍ଧାନ୍ତ ଦର୍ପଣ ଗ୍ରନ୍ଥ ରଚନା କରି ପ୍ରକାଶ କରିଥିଲେ । ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ନାମ ଏକ ପାଞ୍ଜି ପ୍ରଚଳିତ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଉତ୍କଳ ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ବାୟୁ (ପ୍ରଦୂଷଣ ନିବାରଣ ଓ ନିରାକରଣ) ଅଧିନିୟମ, ୧୯୮୧
ବାୟୁ (ପ୍ରଦୂଷଣ ନିବାରଣ ଓ ନିରାକରଣ) ଅଧିନିୟମ, ୧୯୮୧ ଭାରତରେ ୨୯ ମାର୍ଚ୍ଚ ୧୯୮୧ରୁ କାର୍ଯ୍ୟକାରୀ ହୋଇଛି । ଶିଳ୍ପାଯନ ତଥା ଜଙ୍ଗଲ କ୍ଷୟରୁ ବୃଦ୍ଧି ପାଉଥିବା ବାୟୁ ପ୍ରଦୂଷଣର ନିବାରଣ ତଥା ନିରାକରଣ ନିମିତ୍ତ ଏହି ଅଧିନିୟମ ପ୍ରଣୀତ ହୋଇଛି ।
ପାର୍ବତୀ ଘୋଷ (ଜନ୍ମ ୨୮ ମାର୍ଚ୍ଚ ୧୯୩୩) ଓଡ଼ିଆ ଚଳଚ୍ଚିତ୍ର ଜଗତର ଜଣେ ଅଭିନେତ୍ରୀ, ପ୍ରଥମ ମହିଳା ନିର୍ଦ୍ଦେଶିକା ତଥା ପ୍ରଯୋଜିକା । ଓଡ଼ିଆ ନାଟକ ''ମମତା'' ଓ ହିନ୍ଦୀ ନାଟକ ''ଦୋ ଆଁସୁ''ରେ ପାଞ୍ଚ ବର୍ଷ ବୟସରୁ ଅଭିନୟ ଆରମ୍ଭ କରିଥିଲେ। ୧୯୫୦ ମସିହାରେ ଶିଶୁ କଳାକାର ଭାବରେ ''ଶ୍ରୀ ଜଗନ୍ନାଥ'' ଚଳଚ୍ଚିତ୍ରରେ ଅଭିନୟ କରିଥିଲେ। ୧୯୫୩ ମସିହାରେ ''ଆମରି ଗାଁ ଝିଅ" ଚଳଚ୍ଚିତ୍ରରେ ଗୌର ଘୋଷଙ୍କ ବିପକ୍ଷରେ ନାୟିକା ଭାବେ ଅଭିନୟ କରିଥିଲେ। ସେ ସମୁଦାୟ ଆଠଟିରୁ ଊର୍ଦ୍ଧ୍ୱ ସିନେମାରେ ଅଭିନୟ କରିବା ସହ ୬ଟିରେ ପ୍ରଯୋଜନା ଏବଂ ଦୁଇଟିରେ ନିର୍ଦ୍ଦେଶନା ଦାୟିତ୍ୱ ତୁଲାଇଛନ୍ତି। ସେ ଅଭିନୟ କରିଥିବା ସିନେମାଗୁଡ଼ିକ ମୁଖ୍ୟତଃ ସାମାଜିକ କାହାଣୀ ଉପରେ ଆଧାରିତ। ସେ ଏକାଧିକ ସମ୍ମାନରେ ସମ୍ମାନିତ ହୋଇଛନ୍ତି ।
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।
ନିର୍ମଳଝର ଓଡ଼ିଶାର ଗଞ୍ଜାମ ଜିଲ୍ଲାର ଖଲ୍ଲିକୋଟ ନିକଟରେ ଅବସ୍ଥିତ । ଏଠାରେ ଥିବା ବିଷ୍ଣୁଙ୍କର ମନ୍ଦିର ଏକ ପର୍ଯ୍ୟଟନ ସ୍ଥଳୀ । ମୁଖ୍ୟ ମନ୍ଦିର ପରିସରରେ ଅନ୍ୟାନ୍ୟ ଦେବ ଦେବୀ ଯଥା- ଜଗନ୍ନାଥ, ବିମଳା, ରାଧାକୃଷ୍ଣ, ନୀଳକଣ୍ଠେଶ୍ୱର ତଥା ଗଣେଶ ପୂଜା ପାଉଛନ୍ତି ।ଇତିହାସ କହେ, ଏସବୁ ମନ୍ଦିର ଖଲ୍ଲିକୋଟର ତତ୍କାଳୀନ ରାଜା ବାଲୁଙ୍କେଶ୍ୱର ମହାରାଜା ସମ୍ଭବତଃ ୧୭୦୦ ମସିହା ବେଳକୁ ନିର୍ମାଣ କରିଥିଲେ । ଏହି ବିଷ୍ଣୁପୀଠର ପାଦଦେଶରେ ଚିରସ୍ରୋତା ଝରଣାଟିଏ ବହିଯାଇଛି । ଏହି ପୀଠର ଉନ୍ନତି ଓ ରକ୍ଷଣାବେକ୍ଷଣ ପାଇଁ ଖଲ୍ଲିକୋଟର ରାଣୀ ସୁଜ୍ଞାନୀ ଦେବୀ ଏକ କମିଟି ଗଠନ କରିଛନ୍ତି ।
ମେନିଞ୍ଜାଇଟିସ ଏକ ରୋଗ ଯାହା ମସ୍ତିଷ୍କ ଓ ମେରୁଦଣ୍ଡର ସୁରକ୍ଷାକାରୀ ଆବରଣ ମେନିଞ୍ଜେସର ପ୍ରଦାହକୁ କୁହାଯାଏ । ଜ୍ୱର, ମୁଣ୍ଡବଥା ଓ ଦୃଢ଼଼ ବେକ ଆଦି ଲକ୍ଷଣ ଏହି ରୋଗରେ ଦେଖାଯାଏ । ଅନ୍ୟାନ୍ୟ ଲକ୍ଷଣ ମଧ୍ୟରେ ଦ୍ୱନ୍ଦ୍ୱ ଓ ପରିବର୍ତ୍ତିତ ଚେତନା, ବାନ୍ତି ଓ ଆଲୋକ ଭୀତି ବା ଶବ୍ଦ ଭୀତି ମଧ୍ୟ ପ୍ରକାଶ ପାଏ । ଅଳ୍ପ ବୟସ୍କ ପିଲାମାନଙ୍କର ଅନିର୍ଦ୍ଦିଷ୍ଟ ଲକ୍ଷଣ ଯେପରିକି ଚିଡ଼ିଚିଡ଼ା ଭାବ, ଢୁଳ ଲାଗିବା ଓ କମ୍ ଖାଇବା ଆଦି ଦେଖାଯାଏ । ମେନିଙ୍ଗୋକୋକାଲ ମେନିଞ୍ଜାଇଟିସ ହୋଇଥିଲେ ଏକ ନିର୍ଦ୍ଦିଷ୍ଟ ଧରଣର ରାସ୍ ଦେଖାଯାଏ ।
ରଣଥମ୍ଭୌର୍ ବା ରନ୍ଥାମ୍ବୋର୍ ଜାତୀୟ ଉଦ୍ୟାନ (ହିନ୍ଦୀରେ रणथंभौर राष्ट्रीय उद्यान) ଉତ୍ତର-ଭାରତରେସ୍ଥିତ । କ୍ଷେତ୍ରଫଳରେ ଏହା ଭାରତର ୪୦ତମ ଜାତୀୟ ଉଦ୍ୟାନ ଓ ଏହି ଜାତୀୟ ଉଦ୍ୟାନର କ୍ଷେତ୍ରଫଳ ୩୯୨ ବର୍ଗ କି.ମି. । ୧୯୫୫ ମସିହାରେ ଏହି ଅଞ୍ଚଳରେ ପ୍ରଥମେ ଭାରତ ସରକାରଙ୍କଦ୍ୱାରା ସୱାଇ ମାଧୋପୁର ସଂରକ୍ଷିତ ଜଙ୍ଗଲ ଭାବେ ରନ୍ଥାମ୍ବୋର୍ ପ୍ରତିଷ୍ଠା କରାଯାଇଥିଲା ଓ ୧୯୭୩ ମସିହାରେ ବ୍ୟାଘ୍ର ପ୍ରକଳ୍ପଦ୍ୱାରା ଚିହ୍ନିତ ଅଭୟାରଣ୍ୟ ବୋଲି ଘୋଷଣା କରାଗଲା । ୧୯୮୦ ମସିହାରେ ଏହାକୁ ରନ୍ଥାମ୍ବୋର୍ ଜାତୀୟ ଉଦ୍ୟାନ ମାନ୍ୟତା ମିଳିଲା । ୧୯୮୪ ମସିହାରେ ଆଖପାଖର ସୱାଇ ମାଧୋପୁର ଓ କାଲାଦେବୀ ଜଙ୍ଗଲକୁ ଅଭୟାରଣ୍ୟ ଘୋଷଣା କରାଗଲା ଏବଂ ୧୯୯୧ ମସିହାରେ ରନ୍ଥାମ୍ବୋର୍ ସହିତ ଏହି ଦୁଇ ଅଭୟାରଣ୍ୟକୁ ବାଘ ଅଭୟାରଣ୍ୟ ବୋଲି ଘୋଷଣା କରାଗଲା । ନିଜର ମହାବଳ ବାଘଙ୍କ ପାଇଁ ରନ୍ଥାମ୍ବୋର୍ ଖୁବ୍ ପ୍ରସିଦ୍ଧ । ଜଙ୍ଗଲରେ ମୁକ୍ତଭାବେ ବାଘ କିପରି ରହନ୍ତି ତାହା ଦେଖିବା ପାଇଁ ଏହା ଏକ ପ୍ରକୃଷ୍ଟ ସ୍ଥାନ । ଦିନବେଳେ ମଧ୍ୟ ରନ୍ଥାମ୍ବୋର୍ରେ ବାଘଙ୍କୁ ଦେଖିହେବ । ରନ୍ଥାମ୍ବୋର୍ ଜାତୀୟ ଉଦ୍ୟାନରେ ବାଘ ଦେଖିବାର ପ୍ରକୃଷ୍ଟ ସମୟ ହେଉଛି ନଭେମ୍ବରରୁ ନେଇ ମଇ ମାସ ପର୍ଯ୍ୟନ୍ତ । ଜାତୀୟ ଉଦ୍ୟାନର ଅରଣ୍ୟ ମୁଖ୍ୟତଃ ପର୍ଣ୍ଣମୋଚୀ ଓ କେନ୍ଦ୍ରୀୟ ଭାରତର ଅନ୍ୟାନ୍ୟ ଜଙ୍ଗଲ ପରି । ଏଠାରେ କଲରାପତରିଆ ବାଘ, ନୀଳଗାଈ, ବାର୍ହା, ସମ୍ବର, ହେଟା ବାଘ, ଭାଲୁ, ହନୁ ମାଙ୍କଡ଼, ପାତି ମାଙ୍କଡ଼, ଗୋମୁହାଁ କୁମ୍ଭୀର ଓ ଚିତଲ୍ ହରିଣ ଆଦି ଜୀବଙ୍କୁ ତାଙ୍କ ପ୍ରାକୃତିକ ଆବାସସ୍ଥଳୀରେ ଦେଖିହେବ । ଏହି ଅଭୟାରଣ୍ୟରେ ବହୁ ପ୍ରଜାତିର ଗଛ, ବୁଦା, ପକ୍ଷୀ ଓ ସରୀସୃପ ରହିଛନ୍ତି । ଏଠାରେ ଏକ ବରଗଛ ରହିଛି ଯାହା ଭାରତର ସବୁଠାରୁ ବଡ଼ ବରଗଛ ବୋଲି କୁହାଯାଏ । ଦକ୍ଷିଣ-ପୂର୍ବ ରାଜସ୍ଥାନର ସୱାଇ ମାଧୋପୁର ଜିଲ୍ଲାରେସ୍ଥିତ ରନ୍ଥାମ୍ବୋର୍ ଜାତୀୟ ଉଦ୍ୟାନ କୋଟାଠାରୁ ଉତ୍ତର-ପୂର୍ବ ଦିଗରେ ୧୧୦ କି.ମି. ଓ ଜୟପୁରଠାରୁ ଦକ୍ଷିଣ-ପୂର୍ବ ଦିଗରେ ୧୪୦ କିଲୋମିଟର୍ । ରନ୍ଥାମ୍ବୋର୍ର ନିକଟତମ ବିମାନବନ୍ଦର ହେଉଛି ଜୟପୁର । ଜାତୀୟ ଉଦ୍ୟାନଠାରୁ ୧୧ କି.ମି.
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର
ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ୧୯୫୭ ମସିହାରୁ ଓଡ଼ିଶା ସାହିତ୍ୟ ଏକାଡେମୀଦ୍ୱାରା ଓଡ଼ିଆ ଭାଷା ଏବଂ ସାହିତ୍ୟର ଉନ୍ନତି ଏବଂ ପ୍ରଚାର ପାଇଁ ପ୍ରଦାନ କରାଯାଇଆସୁଛି।
ବିଭୂତି ପଟ୍ଟନାୟକ (ଜନ୍ମ: ୨୫ ଅକ୍ଟୋବର ୧୯୩୭) କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜଣେ ଓଡ଼ିଆ ଗାଳ୍ପିକ ଓ ଔପନ୍ୟାସିକ । ସେ ଜଗତସିଂହପୁର ଜିଲ୍ଲାରେ ୨୫ ଅକ୍ଟୋବର ୧୯୩୭ ମସିହାରେ ଜନ୍ମ ଲାଭ କରିଥିଲେ । ତାଙ୍କର ୧୫୦ଟି ଗଳ୍ପ, ଉପନ୍ୟାସ, ଭ୍ରମଣ କାହାଣୀ ଓ ସମାଲୋଚନା ବହି ପ୍ରକାଶିତ ହୋଇସାରିଛି । ୧୯୭୦-୧୯୯୫ ମସିହା ପର୍ଯ୍ୟନ୍ତ ସେ ଜଣେ ଅଧ୍ୟାପକ ଭାବରେ କାର୍ଯ୍ୟ କରି, ଓଡ଼ିଆ ଭାଷା ଓ ସାହିତ୍ୟ ଶିକ୍ଷାଦାନ କରିଛନ୍ତି ।
ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟ
ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟ ରାୟଗଡ଼ା ଜିଲ୍ଲାର ରାୟଗଡ଼ା ସହରରେ ଅବସ୍ଥିତ । ଓଡ଼ିଶାର ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସହ ଏହା ଅନୁବନ୍ଧିତ । ଯୁକ୍ତ ୨ ପାଠ୍ୟକ୍ରମର ଶିକ୍ଷାଦାନ ପାଇଁ ଏହି ଅନୁଷ୍ଠାନଟି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶା ସହ ଅନୁବନ୍ଧିତ ହୋଇଥିଲା ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣି ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ତନ୍ତ୍ର ହିନ୍ଦୁ ସମାଜରେ ପ୍ରଚଳିତ ଉପାସନା ପଦ୍ଧତିର ଏକ ଅଂଶ ବିଶେଷ । ତନ୍ତ୍ରର ଶାବ୍ଦିକ ଉଦ୍ଭବ ହେଲା ତନୋତି ତ୍ରାୟତି ତନ୍ତ୍ର (तनोति त्रायति तन्त्र)ରୁ ଯାହାର ଅଭିପ୍ରାୟ ହେଉଛି ବିସ୍ତାର ଓ ମୁକ୍ତି। ଏଠାରେ ତନ୍ତ୍ର ଶବ୍ଦର ଅଭିପ୍ରାୟ ଗୂଢ଼ ସାଧନା । ଶିବ ଓ ଶକ୍ତିଙ୍କ ଉପାସନାକୁ ତନ୍ତ୍ର ଶାସ୍ତ୍ର ବୋଲି କୁହାଯାଏ। ତନ୍ତ୍ର ଶାସ୍ତ୍ର ମତରେ ଏହି ଜଗତ ହେଲା ଶିବ ଓ ଶକ୍ତିଙ୍କ ଦିବ୍ୟ ଲୀଳା । ହିନ୍ଦୁ,ବୌଦ୍ଧ ଓ ଜୈନ ଧର୍ମରେ ତନ୍ତ୍ର ପରମ୍ପରା ଦେଖିବାକୁ ମିଳିଥାଏ ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ଅଖିଳ ମୋହନ ପଟ୍ଟନାୟକ (୧୮ ଡିସେମ୍ବର ୧୯୨୭ - ୨୯ ନଭେମ୍ବର ୧୯୮୨) ଜଣେ ଓଡ଼ିଆ ଗଳ୍ପ ଲେଖକ ଥିଲେ । ୧୯୨୭ ମସିହା ଡିସେମ୍ବର ୧୮ ତାରିଖ ଦିନ ଅଖିଳ ମୋହନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ବାଙ୍କବିହାରୀ ପଟ୍ଟନାୟକ ଥିଲେ ଖୋର୍ଦ୍ଧା ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସେ ୧୯୪୪ ମସିହାରେ ଖୋର୍ଦ୍ଧା ହାଇସ୍କୁଲରୁ ମାଟ୍ରିକ ଓ ୧୯୪୮ ମସିହାରେ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ବିଏ ପାସ କରିଥିଲେ । ୧୯୫୨ ମସିହାରେ କଟକର ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଆଇନରେ ଡିଗ୍ରୀ ହାସଲ କରିଥିଲେ । ଛାତ୍ରଜୀବନରୁ ସେ ବାମପନ୍ଥୀ ଚିନ୍ତାଧାରା ପ୍ରତି ଆକର୍ଷିତ ହୋଇଥିଲେ । ଏଥିପାଇଁ ସେ ବହୁବାର କଲେଜରୁ ବରଖାସ୍ତ ହୋଇଥିଲେ ଓ କାରାବରଣ ମଧ୍ୟ କରିଥିଲେ । ଅଖିଳମୋହନ ପେଷାରେ ଜଣେ ଓକିଲ ଥିଲେ ।
ବାଇଜା ବାଇ (ବାଜା ବାଇ ନାମରେ ମଧ୍ୟ ଜଣାଶୁଣା; ୧୭୮୪-୧୮୬୩) ଗ୍ୱାଲିଅରର ମହାରାଣୀ ଏବଂ ଜଣେ ବ୍ୟାଙ୍କର ଥିଲେ । ସେ ଦୌଲତ ରାଓ ସ୍କିନ୍ଦେଙ୍କର ତୃତୀୟ ପତ୍ନୀ ଥିଲେ । ଦୌଲତ ରାଓଙ୍କ ମୃତ୍ୟୁ ପରେ ସେ ସ୍କିନ୍ଦିଆ ରାଜ୍ୟର ରାଜପ୍ରତିନିଧିର ପଦରେ ପ୍ରବେଶ କରି ୧୮୨୭-୧୮୩୩ ମସିହା ପର୍ଯ୍ୟନ୍ତ ଶାସନ କରିଥିଲେ । ଇଷ୍ଟ ଇଣ୍ଡିଆ କମ୍ପାନୀର ଜଣେ ପ୍ରମୁଖ ପ୍ରତିଦ୍ୱନ୍ଦ୍ୱୀ ଭାବରେ ତାଙ୍କୁ ଶେଷରେ କ୍ଷମତାରୁ ବହିଷ୍କୃତ କରାଯାଇ ସିଂହାସନରେ ତାଙ୍କ ପୋଷ୍ୟପୁତ୍ର ଜାନକୋଜି ରାଓ ସ୍କିନ୍ଦିଆ ଦ୍ୱିତୀୟଙ୍କୁ ସ୍ଥାନ ଦିଆଯାଇଥିଲା ।
ଅକ୍ଷୟ ବସ୍ତିଆ ଜଣେ ଓଡ଼ିଆ କଥାଚିତ୍ର ଏବଂ ଦୂରଦର୍ଶନ ଅଭିନେତା । ସେ ୧୯୯୮ ମସିହାରେ ଓଡ଼ିଆ କଥାଚିତ୍ର ବୋଉ ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଅକ୍ଷୟ ଓଡ଼ିଆ କଥାଚିତ୍ର ସହ ଓଡ଼ିଆ ଦୂରଦର୍ଶନ ଧାରାବାହିକରେ ମଧ୍ୟ ଅଭିନୟ କରିଛନ୍ତି । ସେ ଡିଡି ଓଡ଼ିଆରେ ପ୍ରସାରିତ ଧାରାବାହିକ ମହାଯଜ୍ଞ ଜରିଆରେ ଓଡ଼ିଆ ଦୂରଦର୍ଶନରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ ସେ ଅନେକ ଧାରାବାହିକରେ ନାୟକ, ଖଳନାୟକ, ପାର୍ଶ୍ୱ-ଅଭିନେତା ଭାବରେ ଅଭିନୟ କରିଛନ୍ତି ।
କ୍ଲେବ୍ସିଏଲା ନିମୋନି ଏକ ଗ୍ରାମ୍-ବିରୋଧୀ, ଖୋଳ-ବିହୀନ, ଲାକ୍ଟୋଜ୍-କିଣ୍ୱନକାରୀ, ଇଚ୍ଛାଧୀନ ଅବାୟବ, ବାଡ଼ି ଆକାରର ବ୍ଯାକ୍ଟେରୀଆ ଅଟେ। ମ୍ଯାକ୍କୋଙ୍କି ଆଗାର ଉପରେ ଏହା ମ୍ଯୁକୋଏଡ ଲାକ୍ଟୋଜ୍-କିଣ୍ୱକ ପରି ଦେଖାଯାଏ। ମୁଖ, ଚର୍ମ ତଥା ଅନ୍ତ୍ରନଳୀରେ ମିଳୁଥିଲେ ମଧ୍ୟ ଏହାକୁ ଆଘ୍ରାଣ କଲେ ଏହା ଫୁସଫୁସରେ, ମୁଖ୍ଯତଃ ଆଲଭିଓଲାଇକୁ ଗଭୀର କ୍ଷତି ପହଞ୍ଚାଇ ପାରେ। ଫଳରେ ସ୍ପୁଟମ ରକ୍ତିମ, ମାଠିଆ ତଥା ହଳଦିଆ ରଙ୍ଗର ହୋଇଯାଏ। ଏହା ଏଣ୍ଟେରୋବ୍ଯାକ୍ଟେରିଆସିର କ୍ଲେବ୍ସିଏଲା ପ୍ରଜାତିର ଅତି ମହତ୍ତ୍ୱପୂର୍ଣ୍ଣ ସଦସ୍ଯ। ଏହା ପ୍ରାକୃତିକ ଭାବରେ ମାଟିରେ ମିଳିଥାଏ ଏବଂ ଅବାୟବିକ ପରିସ୍ଥିତିରେ ଶତକଡା ପ୍ରାୟ ୩୦ ଭାଗ ଉପଜାତି ଯବକ୍ଷାରଜାନ ବିବନ୍ଧନ କରିପାରନ୍ତି। ଏକ ମୁକ୍ତ ଦ୍ୱିଆଜୋଭୋଜୀ ହୋଇଥିବାରୁ ଏହାକୁ ଅଧିକ ଗବେଷିତ କରାଯାଇଛି। ଏହା କୃଷିକାର୍ଯ୍ୟ ପାଇଁ ମହତ୍ତ୍ବପୂର୍ଣ୍ଣ ଏବଂ ଶସ୍ଯ ଅମଳରେ ବୃଦ୍ଧି କରିପାରିବ ବୋଲି ପରୀକ୍ଷା କରାଯାଇ ସାରିଛି। ଏହା କ୍ଲେ.
ସାହାବଜାଦେ ଇରଫାନ ଅଲ୍ଲୀ ଖାନ (୭ ଜାନୁଆରୀ ୧୯୬୭ – ୨୯ ଅପ୍ରେଲ ୨୦୨୦) ଜଣେ ଭାରତୀୟ ଅଭିନେତା ଥିଲେ । ସେ ମୁଖ୍ୟତଃ ହିନ୍ଦୀ ଚଳଚ୍ଚିତ୍ରରେ ଅଭିନୟ କରିଥିଲେ । ହିନ୍ଦୀ ବ୍ୟତୀତ ସେ ବହୁ ବ୍ରିଟିଶ ଓ ଆମେରିକୀୟ ଚଳଚ୍ଚିତ୍ରରେ ମଧ୍ୟ ଅଭିନୟ କରିଥିଲେ । ଭାରତର ଶ୍ରେଷ୍ଠ ଅଭିନେତାମାନଙ୍କ ମଧ୍ୟରେ ପରିଗଣିତ ଇରଫାନଙ୍କର ୩୦ବର୍ଷର ଅଭିନୟ ଜୀବନ ମଧ୍ୟରେ ତାଙ୍କୁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର, ଏସୀୟ ଚଳଚ୍ଚିତ୍ର ପୁରସ୍କାର, ଫିଲ୍ମଫେୟାର ପୁରସ୍କାର ଭଳି ଅନେକ ସମ୍ମାନ ଓ ପୁରସ୍କାର ମିଳିଛି । ୨୦୧୧ ମସିହାରେ ସେ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନୀତ ହୋଇଥିଲେ । ଇରଫାନ ଏକ ଓଡ଼ିଆ ଚଳଚ୍ଚିତ୍ର ତାରାରେ ଅଭିନୟ ମଧ୍ୟ କରିଥିଲେ । ଏଥିପାଇଁ ସେ ଓଡ଼ିଶା ଆସି ସୁଟିଂ କରିଥିଲେ । ପାରିବାରିକ ଅସୁବିଧା ଯୋଗୁ ତାଙ୍କୁ ଏହି ଚଳଚ୍ଚିତ୍ର ଅଧାରୁ ଛାଡିବାକୁ ପଡିଥିଲା ଓ ସେହି ଚରିତ୍ରରେ ଅଜିତ ଦାସ ଅଭିନୟ କରିଥିଲେ ।