ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଶାମ୍ବ ଦଶମୀ ପୌଷ ଶୁକ୍ଳ ଦଶମୀ ଦିନ ପାଳନ କରାଯାଏ । ଶାମ୍ବ ଦଶମୀ ହେଉଛି ସୂର୍ଯ୍ୟପୂଜାର ପର୍ବ, ଯେପରି କୁମାରପୂର୍ଣ୍ଣମୀ ଚନ୍ଦ୍ରପୂଜା ପର୍ବ । ବର୍ଷର ବାରମାସ ଯାକ ବିଭିନ୍ନ ପର୍ବପର୍ବାଣି ପାଳିତ ହେଉଥିଲେ ମଧ୍ୟ ମୁଖ୍ୟତଃ ଶ୍ରାବଣ ଅମାବାସ୍ୟା ଚିତାଲାଗିଠାରୁ ପୌଷ ଶୁକ୍ଳ ଦଶମୀ ଶାମ୍ବଦଶମୀ ମଧ୍ୟରେ ଅଧିକାଂଶ ପର୍ବ ପାଳିତ ହୋଇଥାଏ । ଏହି ସମୟ ମଧ୍ୟରେ ପାଳିତ ହେଉଥିବା ପବପର୍ବାଣିରେ ଏଥିପାଇଁ ଗାଉଁଲୀ ଢଗ ରହିଛି ଯଥା-""ଅଇଲା ଚିତୋଉ ନାନୀ/ ବାରଓଷା ପର୍ବ ସଙ୍ଗରେ ଘେନି, ଶମ୍ବର ଦଶମୀ ଅଲଣାଦାଉ/ ସବୁ ଓଷା ବାର ଏଇଠି ଥାଉ ।"
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ବିଶ୍ୱନାଥ କର, ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା, (୨୪ ଡିସେମ୍ବର ୧୮୬୪–୧୯ ଅକ୍ଟୋବର ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ । ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ "ରାୟ ବାହାଦୁର" ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ ବିବିଧା ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ । ପୁସ୍ତକଟି ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ ଉତ୍କଳ ସାହିତ୍ୟରେ ପୂର୍ବରୁ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
"ସ୍ବଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ରତ୍ନାକର ଚଇନି( ୨୫ ଅଗଷ୍ଟ ୧୯୪୫ - ୧୮ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ନାଟ୍ୟକାର, ଗାଳ୍ପିକ ଓ ଔପନ୍ୟାସିକ ଓ ସମାଲୋଚକ ଥିଲେ । ଲେଖନୀ ଚାଳନା ସହ ଜଣେ ସାହିତ୍ୟ ସଂଗଠକ ଓ ଶିକ୍ଷାବିତ ଭାବେ ସେ ନିଜକୁ ପ୍ରତିଷ୍ଠିତ କରିଥିଲେ । ୨୦୧୦ ମସିହାରେ ସଂସ୍କାର ଭାରତୀ ଓ ଉତ୍କଳ ସାହିତ୍ୟ ସମାଜର ଅଧ୍ୟକ୍ଷ କାର୍ଯ୍ୟ ତୁଲାଇଥିଲେ । ତାଙ୍କର ଏଯାବତ ୧୧୧ ଖଣ୍ଡ ପୁସ୍ତକ ପ୍ରକାଶ ପାଇସାରିଛି ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ , କୋଶଳ , କୋଙ୍ଗଦ , ଉଡ୍ର ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଓଡ଼ିଆ ହେଉଛି ଏକ ଶାସ୍ତ୍ରୀୟ ଭାରତୀୟ-ଆର୍ଯ୍ୟ ଭାଷା ଯାହା ଭାରତୀୟ ରାଜ୍ୟ ଓଡ଼ିଶାରେ କଥିତ ହୋଇଥାଏ । ଏହା ଓଡ଼ିଶାରେ ସରକାରୀ ଭାଷା , ଯେଉଁଠାରେ ସ୍ଥାନୀୟ ଭାଷାଭାଷୀମାନେ ଜନସଂଖ୍ୟାର ୮୨% ଅଟନ୍ତି , ଏବଂ ଏହା ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ , ଆନ୍ଧ୍ରପ୍ରଦେଶ ଏବଂ ଛତିଶଗଡ଼ର କିଛି ଅଂଶରେ ମଧ୍ୟ କଥିତ ହୁଏ । ଓଡ଼ିଆ ଭାରତର ସରକାରୀ ଭାଷାମାନଙ୍କ ମଧ୍ୟରୁ ଗୋଟିଏ ; ଏହା ଓଡ଼ିଶାର ସରକାରୀ ଭାଷା ଏବଂ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ଦ୍ୱିତୀୟ ସରକାରୀ ଭାଷା। ଓଡ଼ିଆ ଭାଷାର ବିଭିନ୍ନ ଉପଭାଷା ଅଛି , ଯଥା: ବାଲେଶ୍ୱରୀ ଓଡ଼ିଆ (ଉତ୍ତରାଞ୍ଚଳୀୟ ଉପଭାଷା) , କଟକୀ , ଢେଙ୍କାନାଳିଆ , ଅନୁଗୁଳିଆ (ମଧ୍ୟାଞ୍ଚଳୀୟ ଉପଭାଷା) , ଗଞ୍ଜାମୀ ଓଡ଼ିଆ (ଦକ୍ଷିଣାଞ୍ଚଳୀୟ ଉପଭାଷା), ସୁନ୍ଦରଗଡ଼ି ଓଡ଼ିଆ (ଉତ୍ତର-ପଶ୍ଚିମାଞ୍ଚଳୀୟ ଉପଭାଷା) , ସମ୍ବଲପୁରୀ ଓଡ଼ିଆ (ପଶ୍ଚିମାଞ୍ଚଳୀୟ ଉପଭାଷା) , ଦେଶିଆ (ଦକ୍ଷିଣ-ପଶ୍ଚିମାଞ୍ଚଳୀୟ ଉପଭାଷା) ଏବଂ ଓଡ଼ିଶାର ଆଦିବାସୀ ଗୋଷ୍ଠୀମାନେ ଯେଉଁମାନେ ଓଡ଼ିଆ ଭାଷା ଗ୍ରହଣ କରିଛନ୍ତି ସେମାନଙ୍କ ଦ୍ୱାରା କଥିତ ଆଦିବାସୀ ସମ୍ପ୍ରଦାୟର ଉପଭାଷା ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହାକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହାଯାଏ । ପ୍ରତ୍ୟେକ ବେଦର ନିଜସ୍ୱ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
'ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ବା କୃଷ୍ଣ ଜନ୍ମାଷ୍ଟମୀ,kṛṣṇa janmāṣṭami), କୃଷ୍ଣାଷ୍ଟମୀ, ସାତମ୍ ଆଠମ୍, ଗୋକୁଳାଷ୍ଟମୀ, ଅଷ୍ଟମୀ ରୋହିଣୀ, ଶ୍ରୀକୃଷ୍ଣ ଜୟନ୍ତୀ, ଶ୍ରୀ ଜୟନ୍ତୀ ବା କେବଳ ଜନ୍ମାଷ୍ଟମୀ ନାମରେ ମଧ୍ୟ ଜଣାଶୁଣା । ବିଷ୍ଣୁଙ୍କର ଅବତାରୀ ପୁରୁଷ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମଦିନକୁ ହିନ୍ଦୁମାନେ ଜନ୍ମାଷ୍ଟମୀ ରୂପେ ପାଳନ କରିଥାନ୍ତି । ଏହା ହିନ୍ଦୁ ପଞ୍ଜିକା ଅନୁସାରେ ଭାଦ୍ରବ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ପାଳନ କରାଯାଏ । ଏଇ ଦିନ ଲଗ୍ନରେ ରୋହିଣୀ ନକ୍ଷତ୍ର ରହିଥାନ୍ତି । ଏହା ଗ୍ରେଗୋରିଆନ (ଇଂରାଜୀ) କ୍ୟାଲେଣ୍ଡରରେ ସର୍ବଦା ଅଗଷ୍ଟ ୧୫ରୁ ସେପ୍ଟେମ୍ବର ୧୫ ଭିତରେ ହିଁ ଆସିଥାଏ । ଉତ୍ତର ଭାରତ ଓ ଦକ୍ଷିଣ ଭାରତରେ ଗଣନା ପଦ୍ଧତିର ବୈଷମ୍ୟ ଯୋଗୁଁ ଏହାର ପାଳନ ଗୋଟିଏ ଦିନ ଆଗପଛ ହୋଇଥାଏ । ଯେପରିକି ୨୦୧୧ ମସିହାରେ ଉତ୍ତର ଭାରତରେ ଏହା ୨୨ ଅଗଷ୍ଟରେ ପାଳନ କରାଯାଇଥିଲେ ମଧ୍ୟ ଦକ୍ଷିଣ ଭାରତରେ (କେରଳାଦି ରାଜ୍ୟରେ) ୨୧ ଅଗଷ୍ଟରେ ପାଳିତ ହୋଇଥିଲା । ଭାଦ୍ର କୃଷ୍ଣାଷ୍ଟମୀ ଅର୍ଦ୍ଧରାତ୍ର ସମୟରେ ଜନ୍ମାଷ୍ଟମୀ ହିନ୍ଦୁ ଜଗତରେ ପାଳିତ ହୋଇଥାଏ । କିନ୍ତୁ ବିଷ୍ଣୁ ପୁରାଣରେ କୃଷ୍ଣଙ୍କର ଜନ୍ମ ଶ୍ରାବଣମାସ କୃଷ୍ଣ ଅଷ୍ଟମୀରେ ହୋଇଥିବାର ଉଲ୍ଲେଖ ରହିଛି । ମୁଖ୍ୟଚାନ୍ଦ୍ରମାସ ଓ ଗୌଣ ଚାନ୍ଦ୍ରମାସ ଗଣନା ଏ ପ୍ରଭେଦର କାରଣ ବୋଲି ଅନୁମେୟ । ଶ୍ରୀକୃଷ୍ଣ ମାନବ ସମାଜକୁ କର୍ମଯୋଗର ଶିକ୍ଷା ଦେଇଛନ୍ତି । ଶ୍ରୀମଦ୍ଭଗବଦଗୀତାରେ କର୍ମ ଅନୁସାରେ ଫଳ ମିଳିବ ବୋଲି ସେ ଉଲ୍ଲେଖ କରିଛନ୍ତି। ତେଣୁ ଜନ୍ମାଷ୍ଟମୀର ପାଳନ ଅବସରରେ ଜଣେ ପ୍ରକୃତ କର୍ମଯୋଗୀ ହେବାପାଇଁ ଶପଥ ନିଆଯାଏ। ଫଳର ଆଶା ନ ରଖି ବିଶ୍ୱର ସେବା କରିବା ହେଉଛି ପ୍ରକୃତ କର୍ମଯୋଗ । ଗୀତାରେ ଶ୍ରୀକୃଷ୍ଣଙ୍କ ପ୍ରଦର୍ଶିତ ପଥ ଅନୁସରଣ କରି ଯେ କେହି ସ୍ଥିତପ୍ରଜ୍ଞ ହୋଇପାରେ । ମହାପୁରୁଷମାନେ ଦେଖାଇଦେଇଥିବା ପଥରେ ଯାଇ ଇତରଲୋକେ ସୁଖ, ଶାନ୍ତି ଓ ସମୃଦ୍ଧିକୁ ସହଜରେ ହାସଲ କରିପାରିବେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
ଗୁରୁ ପ୍ରସାଦ ମହାନ୍ତି (୧୬ ଜୁଲାଇ ୧୯୨୪ - ୨୬ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ କବି ଥିଲେ । ତାଙ୍କର କେତେକ ଜଣାଶୁଣା କବିତା ସଂକଳନ ଭିତରୁ ନୂତନ କବିତା (୧୯୫୫), ସମୁଦ୍ର ସ୍ନାନ (୧୯୭୦) ଓ ଆଶ୍ଚର୍ଯ୍ୟ ଅଭିସାର (୧୯୮୮) ଆଦି ଅନ୍ୟତମ । ୧୯୭୩ରେ ତାଙ୍କୁ ସମୁଦ୍ର ସ୍ନାନ କବିତା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିଥିଲା । ଗୁରୁ ପ୍ରସାଦ ମହାନ୍ତିଙ୍କ ସମ୍ପର୍କରେ ଗବେଷକ ଓ ସାହିତ୍ୟିକ ଡକ୍ଟର ସନ୍ତୋଷ କୁମାର ନାୟକ କହନ୍ତି, "ଓଡ଼ିଆ କବିତା କ୍ଷେତ୍ରରେ ନବ୍ୟ-ଆଧୁନିକତାର ପ୍ରକୃତ ପ୍ରବର୍ତ୍ତକ ହେଉଛନ୍ତି କବି ମେଜର ଗୁରୁ ପ୍ରସାଦ ମହାନ୍ତି । ସେ ଏକାଧାରରେ ଜଣେ ମେଜର୍ (ଏନ୍.ସି.ସି.
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଇଲେକ୍ଟ୍ରୋନିକ କମର୍ସ (ସାଧାରଣତ ଇ-କମର୍ସ (e-commerce ବା e-comm) ଭାବେ ଜଣାଶୁଣା) ଅଥବା ଇଲେକ୍ଟ୍ରୋନିକ ବିପଣନ ଇଣ୍ଟରନେଟ କିମ୍ବା ଅନ୍ୟାନ୍ୟ କମ୍ପ୍ୟୁଟର ନେଟୱର୍କ ଜରିଆରେ କୌଣସି ଉତ୍ପାଦର କିଣାବିକାକୁ ବୁଝାଇଥାଏ । ଇଲେକ୍ଟ୍ରୋନିକ ଇ-କମର୍ସ ଇଲେକ୍ଟ୍ରୋନିକ ଫଣ୍ଡ ଟ୍ରାନ୍ସଫର, ସପ୍ଲାଇ ଚେନ ମାନେଜମେଣ୍ଟ, ଇଣ୍ଟରନେଟ ମାର୍କେଟିଂ, ଅନଲାଇନ ଟ୍ରାଞ୍ଜେକସନ ପ୍ରସେସିଂ, ଇଲେକ୍ଟ୍ରୋନିକ ଡାଟା ଇଣ୍ଟରଚେଞ୍ଜ (EDI), ଇନଭେଣ୍ଟରି ମାନେଜମେଣ୍ଟ ସିଷ୍ଟମ ଆଉ ସ୍ୱୟଂଚାଳିତ ଡାଟା କଲେକସନ ସିଷ୍ଟମ ଆଦି ଟେକନୋଲୋଜିର ବ୍ୟବହାର କରିଥାଏ । ଯଦିଓ ଏହା ଅନେକ ଗୁଡିଏ ଟେକନୋଲୋଜି ଯଥା; ଇ-ମେଲ, ମୋବାଇଲ ଉପକରଣ ଓ ଟେଲିଫୋନ ଆଦିର ବ୍ୟବହାର କରିଥାଏ ତେବେ ଆଧୁନିକ ଇଲେକ୍ଟ୍ରୋନିକ କମର୍ସ ସାଧାରଣତ ୱାର୍ଲଡ଼ ୱାଇଡ଼ ୱେବ ବ୍ୟବହାର କରି ଅର୍ଥ-ପରିବହନ (ଟ୍ରାଞ୍ଜେକସନ)ର ଜୀବନକାଳ ବ୍ୟବହାର କରିଥାଏ ।
ଗଣେଶ୍ୱର ମିଶ୍ର (୨୮ ଅକ୍ଟୋବର ୧୯୪୨ - ୧୦ ଅଗଷ୍ଟ ୨୦୧୫) ଜଣେ ଓଡ଼ିଆ ଲେଖକ, ଅନୁବାଦକ ଓ ଶିକ୍ଷାବିଦ ଥିଲେ । ସେ ତାଙ୍କ ଶିଶୁ ସାହିତ୍ୟ ପୁସ୍ତକ "ବିଲାତରେ ବାବୁ ଓ ପପୁ" ନିମନ୍ତେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନୀତ ହୋଇଥିଲେ । ମିଶ୍ର ଓଡ଼ିଶା ସାହିତ୍ୟ ଏକାଡେମୀର ସଭାପତି ମଧ୍ୟ ଥିଲେ । ଉଭୟ ଓଡ଼ିଆ ଓ ଇଂରାଜୀ ଭାଷାରେ ସେ ପ୍ରାୟ ୧୦୦ରୁ ଉର୍ଦ୍ଧ ପୁସ୍ତକ ରଚନା କରିଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟ, କେଣ୍ଟ ବିଶ୍ୱବିଦ୍ୟାଳୟ ଓ ଲଣ୍ଡନ ବିଶ୍ୱବିଦ୍ୟାଳୟରେ ଅଧ୍ୟୟନ କରିଥିଲେ ।
୧୯୨୨ ଖ୍ରୀଷ୍ଟାବ୍ଦରେ ସିନ୍ଧୁନଦୀର ଉପତ୍ୟକାରେ ପଶ୍ଚିମ ପଞ୍ଚାବସ୍ଥିତ ମୋଣ୍ଟେଗୋମେରୀ ଜିଲ୍ଲାର ହରପ୍ପାଠାରେ ଗୋଟିଏ ପ୍ରାଚୀନ ନଗରୀର ଧ୍ୱସାବଶେଷ ଆବିଷ୍କାର ଫଳରେ ଭାରତ ଇତିହାସରେ ଏକ ଗୁରୁତ୍ୱପୂଣ୍ଣର୍ ଅଧ୍ୟାଯ ଉନ୍ମୋଚିତ ହୋଇପାରିଛି। ଏହି ନଗରୀଟି ଥିଲା ଏକ ମହନୀୟ ସଭ୍ୟତାର ପୀଠସ୍ଥଳୀ। ଠିକ୍ ସେହିପରି ଏଚ ସଂସ୍କୃତି ମହେଞ୍ଜୋଦାରୋଠାରେ ଆବିଷ୍କୃତ ହୋଇଥିଲା। ଏହି ହରପ୍ପା ସଂସ୍କୃତି ସିନ୍ଧୁ ଓ ସରସ୍ୱତୀ ନଦୀ ଦ୍ୱୟ ମଧ୍ୟରେ ହୋଇଥିଲା।
ହୁସେନ ରବି ଗାନ୍ଧୀ (୨୩ ଅପ୍ରେଲ ୧୯୪୮ - ୨୮ ଜାନୁଆରୀ ୨୦୨୩) ଜଣେ ଓଡ଼ିଆ ଲେଖକ ଓ ରାଜନେତା ଥିଲେ । ୧୯୯୮ରୁ ୨୦୦୫ ମସିହା ପର୍ଯ୍ୟନ୍ତ ସେ ବିଜୁ ଜନତା ଦଳର ସାଧାରଣ ସମ୍ପାଦକ ଭାବରେ କାର୍ଯ୍ୟ କରୁଥିଲେ । ୧୯୯୪ ମସିହାରେ ତାଙ୍କୁ କଟକ ମେୟରଙ୍କଦ୍ୱାରା "ବିପ୍ଳବୀ ଲୋକ କବି"ର ଆଖ୍ୟା ପ୍ରଦାନ କରାଯାଇଥିଲା । ୧୯୯୬ ମସିହାରେ ତାଙ୍କୁ ସ୍ୱାଧୀନତା ସଂଗ୍ରାମୀ ସଂଗଠନ ପକ୍ଷରୁ ଓଡ଼ିଶାର ତତ୍କାଳୀନ ଉପମୁଖ୍ୟମନ୍ତ୍ରୀ ବସନ୍ତ କୁମାର ବିଶ୍ୱାଳ ତାଙ୍କୁ ଉତ୍କଳ ଜ୍ୟୋତି ଆଖ୍ୟା ପ୍ରଦାନ କରିଥିଲେ । ୧୯୯୩ ମସିହାରେ ଭାରତର ପୂର୍ବତନ ରାଷ୍ଟ୍ରପତି "ଜିଆନି ଜେଲ୍ ସିଂ"ଙ୍କଦ୍ୱାରା ଧର୍ମନିରପେକ୍ଷ ଭାରତ ହରମୋନି ପୁରସ୍କାର ଏବଂ ଓଡ଼ିଆ କବିତା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୨୦୧୫ ମସିହାରେ ଗଙ୍ଗାଧର ମେହେର କବିତା ପୁରସ୍କାର ପାଇଥିଲେ । ହୁସେନ ଓଡ଼ିଶା ସାହିତ୍ୟ ଏକାଡେମୀ (୨୦୦୮-୨୦୧୦)ରେ ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଚଉଷଠି ଯୋଗିନୀ ମନ୍ଦିର ଓଡ଼ିଶାର ଭୁବନେଶ୍ୱରସ୍ଥିତ ହୀରାପୁର ଗାଆଁରେ ଥିବା ଏକ ପୁରାତନ ଯୋଗିନୀ ପୀଠ (ତନ୍ତ୍ରପୀଠ) । ସ୍ଥାନୀୟ ଅଞ୍ଚଳରେ ଏହା ମହାମାୟା ମନ୍ଦିର ନାମରେ ମଧ୍ୟ ଜଣା । ତନ୍ତ୍ର ସଂସ୍କୃତିରେ ଯୋଗିନୀମାନଙ୍କ ସମ୍ପର୍କରେ ବିଶେଷ ଭୂମିକା ଅନ୍ତର୍ନିହିତ ଅଛି । ତେଣୁ ହୀରାପୁରର ଚଉଷଠୀ ଯୋଗିନୀ ପୀଠକୁ ତନ୍ତ୍ରପୀଠ କୁହାଯାଏ । ଏହି ମନ୍ଦିର ୧୯୫୩ ମସିହାରେ ଓଡ଼ିଶା ରାଜ୍ୟ ସଂଗ୍ରହାଳୟର ମୁଖ୍ୟ ଓ ପ୍ରତ୍ନତତ୍ତ୍ୱବିଦ କେଦାରନାଥ ମହାପାତ୍ରଙ୍କଦ୍ୱାରା ଲୋକଲୋଚନକୁ ଆସିଥିଲା । ଏହି ଦେଉଳର ଉପରିଭାଗ ଖୋଲା । ମନ୍ଦିରର କେନ୍ଦ୍ରସ୍ଥଳରେ ଅଷ୍ଟକୋଣୀ ବିଶାଳ ଲିଙ୍ଗ ରହିଛି । ଦେଉଳ ମଧ୍ୟଭାଗରେ ପରବର୍ତ୍ତୀ ସମୟରେ ଏକ ଚଣ୍ଡୀମଣ୍ଡପ ସ୍ଥାପିତ । ଏଥିରେ ଚାରୋଟି ଶିବ ଓ ଯୋଗିନୀଙ୍କ ପ୍ରତିମା ସ୍ଥାପିତ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଦାଶରଥି ଦାସ (ଜନ୍ମ: ୨୭ ଜୁଲାଇ ୧୯୩୬), ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ, ପ୍ରାବନ୍ଧିକ ତଥା ସମାଲୋଚକ । ସେ କେନ୍ଦ୍ରାପଡ଼ା ଜିଲ୍ଲାର ଅୟତପୁରଠାରେ ୧୭ ଜୁଲାଇ ୧୯୩୬ରେ ଜନ୍ମଗ୍ରହଣ କରିଥିଲେ । ସେ ରେଭେନ୍ସା ମହାବିଦ୍ୟାଳୟ ଓ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଅଧ୍ୟାପନା କରିଥିଲେ ଏବଂ ସାହିତ୍ୟର ବିଭିନ୍ନ ବିଭାଗ ଉପରେ ଆଧାରିତ ପ୍ରାୟ ଦଶରୁ ଉର୍ଦ୍ଧ ପୁସ୍ତକ ରଚନା କରିସାରିଛନ୍ତି ।
ଓଡ଼ିଆ ଉଇକିପିଡ଼ିଆ (orwiki ନାମରେ ମଧ୍ୟ ଜଣା) ଉଇକିପିଡ଼ିଆର ଓଡ଼ିଆ ସଂସ୍କରଣ । ଏହା ଏକ ଖୋଲା ୱେବ-ଭିତ୍ତିକ, ମିଳିତ ଭାବେ ତିଆରି ଜ୍ଞାନକୋଷ ପ୍ରକଳ୍ପ ଓ ଅଣଲାଭକାରୀ ସଂଗଠନ ଉଇକିମିଡ଼ିଆ ଫାଉଣ୍ଡେସନ ସହଯୋଗରେ ପରିଚାଳିତ । ଏହା ୨୦୦୨ ମସିହା ଜୁନ ମାସରେ ଆରମ୍ଭ ହୋଇଥିଲା ଓ ମଇ ୨୦୧୧ ସୁଦ୍ଧା ଏଥିରେ ୧,୦୦୦ ପ୍ରସଙ୍ଗ ତିଆରି ହୋଇଥିଲା । ଏହା ୨୦ଟି ଭାରତୀୟ ଉପମହାଦେଶୀୟ ଭାଷାର ଉଇକିପିଡ଼ିଆମାନଙ୍କ ଭିତରେ ସର୍ବପୁରାତନ । ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ୨୦୦୨ ମସିହା ଜୁନ ୩ ତାରିଖରେ ଆରମ୍ଭ ହୋଇଥିଲା ।
କବିସୂର୍ଯ୍ୟ ବଳଦେବ ରଥ (୧୭୭୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୭୯ ମସିହାରେ ଗଞ୍ଜାମ ଜିଲ୍ଲା ଆଠଗଡ଼(ଅଷ୍ଟଦୁର୍ଗ) ରାଜ୍ୟର ତ୍ରିପୁରାରୀ ଓତାଙ୍କ ଘରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।
ଅଞ୍ଜନା ମିଶ୍ର ଧର୍ଷଣ ମାମଲା ୧୯୯୯ ମସିହାରେ ଓଡ଼ିଶାରେ ଘଟିଥିବା ଏକ ବହୁଚର୍ଚ୍ଚିତ ଅପରାଧିକ ମାମଲା । ସୁଭାଷ ମିଶ୍ର ନାମକ ଜନୈକ ଭାରତୀୟ ବନ ସେବା ଅଧିକାରୀଙ୍କ ପରିତ୍ୟକ୍ତା ସ୍ତ୍ରୀ ୯ ଜାନୁଆରୀ ୧୯୯୯ରେ ଧର୍ଷଣର ଶିକାର ହୋଇଥିଲେ ଏବଂ ଏହି ଘଟଣା ତତ୍କାଳୀନ ଓଡ଼ିଶାରେ ରାଜନୈତିକ ହଇଚଇ ସୃଷ୍ଟି କରିଥିଲା । ଏପରିକି, ଉକ୍ତ ଘଟଣାରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକ ଏବଂ ତାଙ୍କ ତଥାକଥିତ ବନ୍ଧୁ ତଥା ପୂର୍ବତନ ମହାଧୀବକ୍ତା ଇନ୍ଦ୍ରଜିତ ରାୟଙ୍କର ପ୍ରଛନ୍ନ ହାତ ଥିବା ଅଭିଯୋଗ ହୋଇଥିଲା । ଫଳରେ ଓଡ଼ିଶାର ତତ୍କାଳୀନ ଶାସକ ଦଳ କଂଗ୍ରେସର ଭାବମୂର୍ତ୍ତୀ ଅକ୍ଷୁର୍ଣ୍ଣ ରଖିବା ଉଦ୍ୟମରେ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭଙ୍କୁ ତାଙ୍କ ଆସନ ହରାଇବାକୁ ପଡିଲା ଏବଂ ଗିରିଧର ଗମାଙ୍ଗ ଉକ୍ତ ପଦବୀ ଲାଭ କଲେ ।
ବିଜୟ ମିଶ୍ର (୧୬ଜୁଲାଇ ୧୯୩୬ - ୨୬ ଅପ୍ରେଲ ୨୦୨୦) ଜଣେ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ର ନାଟ୍ୟକାର ଥିଲେ । ସେ ବିଭିନ୍ନ ଓଡ଼ିଆ ମଞ୍ଚ ଓ ଚଳଚ୍ଚିତ୍ରରେ ନାଟ୍ୟକାର, ପଟ୍ଟକଥା ଲେଖକ, ସଂଳାପକାର ଏବଂ ନିର୍ଦ୍ଦେଶକ ଆଦି ଭୂମିକା ନିଭାଇଥିଲେ । ସେ ୬୦ଟି ନାଟକ, ୫୫ଟି ଚଳଚ୍ଚିତ୍ର ଓ ୭ଟି ଧାରାବାହିକ ରଚନା କରିଥିଲେ । ତାଙ୍କର ନାଟ୍ୟ ପୁସ୍ତକ ବାନପ୍ରସ୍ଥ ନିମନ୍ତେ ବିଜୟ ମିଶ୍ର ୨୦୧୩ ମସିହାର କେନ୍ଦ୍ର ସାହିତ୍ୟ ଏକାଡେମୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।
ହରପ୍ପା ( Punjabi pronunciation: [ɦəɽəppaː] ; ଉର୍ଦ୍ଦୁ / Punjabi ) ପାକିସ୍ତାନର ପଞ୍ଜାବର ଏକ ପ୍ରତ୍ନତାତ୍ତ୍ୱିକ ସ୍ଥାନ, ସାହିୱାଲର ପ୍ରାୟ 24 km (15 mi) ପଶ୍ଚିମରେ ଏହି ସାଇଟ୍ ରବି ନଦୀର ପୂର୍ବ ପଥ ନିକଟରେ ଅବସ୍ଥିତ । ରବି ନଦୀ ନିକଟରେ ଅବସ୍ଥିତ ଏକ ଆଧୁନିକ ଗାଁରୁ ଏହାର ନାମକରଣ ହୋଇଛି । ରବି ନଦୀ ବର୍ତ୍ତମାନ 8 km (5.0 mi) ଉତ୍ତରରେ ଚାଲୁଛି । ହରପ୍ପାର ପ୍ରାଚୀନ ସ୍ଥାନଟି ବର୍ତ୍ତମାନର ହରପ୍ପା ଗାଁରୁ 1 km (0.62 mi)ରୁ କମ୍ ଦୂରରେ ଅବସ୍ଥିତ । ଯଦିଓ ଆଧୁନିକ ହରପ୍ପା ବ୍ରିଟିଶ ରାଜ ସମୟରୁ ଏକ ପୁରୁଣା ରେଳ ଷ୍ଟେସନ ଅଛି, ଏହା ଆଜି ୧୫,୦୦୦ ଲୋକଙ୍କ ଏକ ଛୋଟ ଛକ ସହର ଅଟେ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଚନ୍ଦ୍ରଶେଖର ରଥ (୧୭ ଅକ୍ଟୋବର ୧୯୨୯- ୦୯ ଫେବୃଆରୀ ୨୦୧୮) ବଲାଙ୍ଗୀର ଜିଲ୍ଲାର ମାଲପଡ଼ାରେ ଜନ୍ମିତ ଜଣେ ଓଡ଼ିଆ କଥାକାର, ପ୍ରାବନ୍ଧିକ ସ୍ଥପତି, ଚିତ୍ରଶିଳ୍ପୀ, କବି, ନିବନ୍ଧକାର, ଗାଳ୍ପିକ ଏବଂ ଔପନ୍ୟାସିକ ଥିଲେ । "ଯନ୍ତ୍ରାରୁଢ଼" ଓ "ନବଜାତକ" ଉପନ୍ୟାସ ତଥା "ପାଠଚକ୍ର ଡାଏରି" ଆଦି ରଚନା ବ୍ୟତୀତ ତାଙ୍କର ତିନୋଟି ଉପନ୍ୟାସ, ଚଉଦଟି ଗଳ୍ପ ସଂକଳନ, ବାରଟି ନିବନ୍ଧ ଗ୍ରନ୍ଥ ପ୍ରକାଶିତ ହୋଇଛି । ସେ ପଦ୍ମଶ୍ରୀ, କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ପୁରସ୍କାରରେ ସମ୍ମାନିତ ।
ଶ୍ରୀମନ୍ଦିରରେ ଥିବା ବିଭିନ୍ନ ମଣ୍ଡପସବୁ ହେଲା: ଭେଟ ମଣ୍ଡପ, ଚାହାଣୀ ମଣ୍ଡପ, ସ୍ନାନ ମଣ୍ଡପ, ପ୍ରସାଦ ମଣ୍ଡପ, ବୈକୁଣ୍ଠ ମଣ୍ଡପ, ବକୁଳ ମଣ୍ଡପ, ଭୋଗ ମଣ୍ଡପ, ମୁକ୍ତି ମଣ୍ଡପ, ମାଜଣା ମଣ୍ଡପ, ଜଳକ୍ରୀଡା ମଣ୍ଡପ, ନାଭିକଟା ମଣ୍ଡପ, ଦେବସଭା ମଣ୍ଡପ, ଅଚିନ୍ତା ମଣ୍ଡପ, ନାଟପା ମଣ୍ଡପ, ଆଡ଼ପ ମଣ୍ଡପ, ବଳି ମଣ୍ଡପ, ରତ୍ନ ମଣ୍ଡପ (ରତ୍ନ ବେଦୀ), ଦୋଳ ମଣ୍ଡପ (ଦୋଳ ବେଦୀ) ଓ ଯଜ୍ଞ ମଣ୍ଡପ ।
ରେବତୀ ଓଡ଼ିଆ ଗାଳ୍ପିକ ଫକୀର ମୋହନ ସେନାପତିଙ୍କଦ୍ୱାରା ଲିଖିତ ଏବଂ ୧୮୯୮ ମସିହାରେ ପ୍ରକାଶିତ ଏକ କ୍ଷୁଦ୍ରଗଳ୍ପ । ଏହା ସେହି ବର୍ଷ ଅକ୍ଟୋବର ମାସରେ ଉତ୍କଳ ସାହିତ୍ୟ ପତ୍ରିକାର ଦ୍ୱିତୀୟ ବର୍ଷ ଦଶମ ସଂଖ୍ୟା କାର୍ତ୍ତିକ ୧୩୦୬ରେ ପ୍ରଥମେ ପ୍ରକାଶ ପାଇଥିଲା । ଫକୀର ମୋହନ ଏହି ପତ୍ରିକାରେ ଶ୍ରୀ ଧୁର୍ଜଟି ନାମରେ ଏହି ଗଳ୍ପଟି ଲେଖିଥିଲେ । ଓଡ଼ିଆ ସାହିତ୍ୟର ପ୍ରଥମ ଆଧୁନିକ କ୍ଷୁଦ୍ରଗଳ୍ପ ଭାବେ ଏହାର ମାନ୍ୟତା ରହିଛି । ଲଛମନିଆ ଫକୀରମୋହନଙ୍କର ପ୍ରଥମ କ୍ଷୁଦ୍ରଗଳ୍ପ ହୋଇଥିଲେ ହେଁ ଏହା ଦୁଷ୍ପ୍ରାପ୍ୟ ଥିବାରୁ ରେବତୀ ହିଁ ପ୍ରଥମ ଓଡ଼ିଆ କ୍ଷୁଦ୍ରଗଳ୍ପର ମାନ୍ୟତା ଲାଭ କରିଥିଲା । ସମସାମୟିକ ବ୍ୟାବହାରିକ ଓଡ଼ିଆ ଭାଷାରେ ଲିଖିତ ଏହି ଗଳ୍ପଟିରେ ଗୋଟିଏ ଛୋଟ ଝିଅ ରେବତୀର ପାଠ ପଢ଼ିବାର ପ୍ରବଳ ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଗଳ୍ପଟିରେ କଥାବସ୍ତୁକୁ ଜୀବନ୍ତ ଭାବେ ଚିତ୍ରିତ କରାଯାଇଅଛି ।
ଜଗନ୍ନାଥ ମନ୍ଦିର ଚାରିଦିଗରେ ଚାରିଦ୍ୱାର (ସିଂହଦ୍ୱାର, ବ୍ୟାଘ୍ରଦ୍ୱାର, ହସ୍ତିଦ୍ୱାର, ଅଶ୍ୱଦ୍ୱାର) ଏବଂ ଏହାର ଚତୁଃପାର୍ଶ୍ୱରେ ବାହ୍ୟ ପ୍ରାଚୀର ସାଙ୍ଗକୁ ଭିତର ପ୍ରାଚୀର ରହିଛି । ଏହି ବାହାର ପ୍ରାଚୀର ହେଉଛି ମେଘନାଦ ପ୍ରାଚୀର ଏବଂ ଭିତର ପ୍ରାଚୀର ହେଉଛି କୁର୍ମ ବେଢା ବା କୁର୍ମ ପ୍ରାଚୀର । ମେଘନାଦ ପ୍ରାଚୀରର ଦୈର୍ଘ୍ୟ ପୂର୍ବରୁ ପଶ୍ଚିମକୁ ୬୬୫ଫୁଟ ଏବଂ ଓସାର ଉତ୍ତରରୁ ଦକ୍ଷିଣକୁ ୬୪୦ଫୁଟ । ମେଘନାଦ ପ୍ରାଚୀରଟି ୨୦ ଫୁଟ ଉଚ୍ଚତା ଏବଂ ଛଅ ଫୁଟ ମୋଟେଇ ବିଶିଷ୍ଟ । ତେବେ କୁର୍ମ ପ୍ରାଚୀରର ଦୈର୍ଘ୍ୟ ପୂର୍ବରୁ ପଶ୍ଚିମକୁ ୪୦୦ ଫୁଟ ଏବଂ ଓସାର ଉତ୍ତରରୁ ଦକ୍ଷିଣକୁ ୨୭୮ ଫୁଟ । କୁର୍ମ ବେଢା ଏବଂ ମେଘନାଦ ପ୍ରାଚୀରର ଉଚ୍ଚତା ପ୍ରାୟ ଏକାଭଳି । ତେବେ କୁର୍ମ ପ୍ରାଚୀରର ମୋଟେଇ ହେଉଛି ମେଘନାଦ ପ୍ରାଚୀରର ମୋଟେଇଠାରୁ କମ୍ ଅର୍ଥାତ୍ ମାତ୍ର ପାଞ୍ଚ ଫୁଟ ।
ସାତକଡ଼ି ହୋତା (୨୯ ଅକ୍ଟୋବର ୧୯୨୯–୧୧ ଫେବୃଆରୀ ୨୦୨୪) ଜଣେ ଭାରତୀୟ ଓଡ଼ିଆ-ଭାଷୀ ସାହିତ୍ୟିକ ଓ ଖବରକାଗଜ ସମ୍ପାଦକ ଥିଲେ । କବିତାରି ସେ ନିଜ ସାହିତ୍ୟ ରଚନା ଆରମ୍ଭ କରି ୨୭ଟି ଗଳ୍ପ, ୨୧ଟି ଉପନ୍ୟାସ ଓ ଗୋଟିଏ କବିତା ସଂକଳନ ପୁସ୍ତକ ରଚନା କରିଥିଲେ । ଏଥି ସହିତ ସେ ଅନୁବାଦ ଓ ଆତ୍ମଜୀବନୀ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ୧୯୬୭ରେ ତାଙ୍କର ପ୍ରଥମ ଉପନ୍ୟାସ ବ୍ୟାକୁଳ ହୃଦୟ ଓ ୧୯୭୧ରେ ପ୍ରଥମ ଗପ ପ୍ରକାଶ ପାଇଥିଲା । ତାଙ୍କ ଉପନ୍ୟାସ ଅଶାନ୍ତ ଅରଣ୍ୟ ପାଇଁ ସେ ୧୯୮୭ ମସିହାରେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ସମେତ ୨୦୦୦ ମସିହାରେ ଉତ୍କଳ ସାହିତ୍ୟ ସମାଜ ଉପନ୍ୟାସ ସମ୍ମାନ, ୨୦୦୪ରେ ଶାରଳା ପୁରସ୍କାର, ୨୦୧୭ରେ ସାହିତ୍ୟ ଭାରତୀ ସମ୍ମାନରେ ସମ୍ମାନିତ ହୋଇଥିଲେ । ଭାରତୀୟ ରେଳବାଇରୁ ଅବସର ପରେ ସେ ଓଡ଼ିଆ ଖବରକାଗଜ ସମୟର ସମ୍ପାଦକ ଥିଲେ ଏବଂ ଓଡ଼ିଶା ସାହିତ୍ୟ ଏକାଡେମୀର ସଭାପତି ମଧ୍ୟ ଥିଲେ । ୧୯୮୫ ମସିହାରେ ସେ ଭୁବନେଶ୍ୱର ପୁସ୍ତକ ମେଳାର ମୁଖ୍ୟ ଉଦ୍ୟୋକ୍ତା ଥିଲେ । ସେ ଓଡ଼ିଆ ଲେଖକ ଗୀତା ହୋତାଙ୍କୁ ବିବାହ କରିଥିଲେ ।
ପ୍ରଦୂଷଣ ହେଉଛି ପ୍ରାକୃତିକ ପରିବେଶରେ ପ୍ରଦୂଷକ ପଦାର୍ଥର ପରିଚୟ, ଯାହା ସ୍ୱାଭାବିକ ପ୍ରକୃତିରେ ପ୍ରତିକୂଳ ପରିବର୍ତ୍ତନ ଆଣିଥାଏ । ପ୍ରଦୂଷଣ ରାସାୟନିକ ପଦାର୍ଥ ବା ଶକ୍ତିର ରୂପ ନେଇପାରେ, ଯେପରିକି ଶବ୍ଦ, ଉତ୍ତାପ କିମ୍ବା ଆଲୋକ । ପ୍ରଦୂଷଣ, ପ୍ରଦୂଷଣର ଉପାଦାନ, ବିଦେଶୀ ପଦାର୍ଥ/ଶକ୍ତି କିମ୍ବା ପ୍ରାକୃତିକ ଭାବରେ ଘଟୁଥିବା ପ୍ରଦୂଷକ ହୋଇପାରେ । ପ୍ରଦୂଷଣ ପ୍ରାୟତଃ ଏକ ନିର୍ଦ୍ଧିଷ୍ଟ ଉତ୍ସ କିମ୍ବା ବହୁ ଉତ୍ସଜନିତ ପ୍ରଦୂଷଣ ଭାବରେ ଶ୍ରେଣୀଭୁକ୍ତ ହୋଇଥାଏ । ୨୦୧୫ରେ, ପ୍ରଦୂଷଣରେ ବିଶ୍ୱରେ ୯ ନିୟୁତ ଲୋକ ପ୍ରାଣ ହରାଇଥିଲେ।
କଙ୍ଗନା ରାଣାବତ (ଜନ୍ମ: ୨୩ ମାର୍ଚ୍ଚ ୧୯୮୭) ଜଣେ ଭାରତୀୟ କଥାଚିତ୍ର ଅଭିନେତ୍ରୀ । କଙ୍ଗନା ୩ଟି ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଥିବା ବେଳେ ୪ଟି ଭିନ୍ନ ଭିନ୍ନ ବିଭାବର ଫିଲ୍ମଫେୟାର ପୁରସ୍କାର ପାଇଥିଲେ । ହିମାଚଳ ପ୍ରଦେଶର ଭମ୍ବଳାଠାରେ ଜନ୍ମିତ କଙ୍ଗନା ଛୋଟବେଳୁ ତାଙ୍କ ପିତାମାତାଙ୍କ କଥାନୁସାରେ ଡାକ୍ତର ହେବାର ସ୍ୱପ୍ନ ଦେଖିଥିଲେ । ମାତ୍ର ପରେ ସେ ତାଙ୍କ ପଥ ନିଜେ ବାଛିଥିଲେ ଏବଂ ଦିଲ୍ଲୀ ଯାଇଥିଲେ । ସେଠାରେ ସେ ଜଣେ ମଡେଲ ଭାବରେ କିଛିଦିନ କାମ କରିଥିଲେ । ଏହପରେ ନିର୍ଦ୍ଦେଶକ ଅରବିନ୍ଦ ଗୌରଙ୍କ ଅଧିନରେ ପ୍ରଶିକ୍ଷଣ ନେବା ପରେ କଙ୍ଗନା ୨୦୦୬ରେ ହିନ୍ଦୀ କଥାଚିତ୍ର ଗ୍ୟାଙ୍ଗଷ୍ଟାରରେ ତାଙ୍କର ଅଭିନୟ ଆରମ୍ଭ କରିଥିଲେ । ଏହି ଚଳଚ୍ଚିତ୍ର ପାଇଁ ତାଙ୍କୁ ଫିଲ୍ମଫେୟାରରେ ଶ୍ରେଷ୍ଠ ନବାଗତା ପୁରସ୍କାର ମିଳିଥିଲା । ଏହାପରେ ସେ ଓ ଲମ୍ହା, ଲାଇଫ୍ ଇନ୍ ଏ ମେଟ୍ରୋ, ଫ୍ୟାସନ ଭଳି ଚଳଚ୍ଚିତ୍ରରେ ଅଭିନୟ କରିଥିଲେ ଏବଂ ଫ୍ୟାସନ ଚଳଚ୍ଚିତ୍ର ପାଇଁ ସେ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଏବଂ ଫିଲ୍ମଫେୟାରରେ ଶ୍ରେଷ୍ଠ ସହକାରୀ ଅଭିନେତ୍ରୀ ପୁରସ୍କାର ପାଇଥିଲେ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।