ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର, ପଠାଣି ସାମନ୍ତ ନାମରେ ପରିଚିତ, ଜଣେ ଭାରତୀୟ ଜ୍ୟୋତିର୍ବିଦ, ଗଣିତଜ୍ଞ ଓ ବିଦ୍ୱାନ ଥିଲେ । ସେ ବାଉଁଶ ନଳୀ ସାହାଯ୍ୟରେ ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ଗଣନା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବା ନିମନ୍ତେ ଜଣା। ସେ ନିଜ ଗବେଷଣା ସିଦ୍ଧାନ୍ତ ଦର୍ପଣ ଗ୍ରନ୍ଥ ରଚନା କରି ପ୍ରକାଶ କରିଥିଲେ । ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ନାମ ଏକ ପାଞ୍ଜି ପ୍ରଚଳିତ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ଜୀବାଣୁ (ଇଂରାଜୀ ଭାଷାରେ Bacteria ( (listen); ବିଶେଷ୍ୟ ବ୍ୟାକ୍ଟେରିଆ, ଏକବଚନ ବ୍ୟାକ୍ଟେରିଅମ)) ଏକ ପ୍ରକାର ଜୀବକୋଷ । ଏହା ଏକ ବିରାଟ ପ୍ରୋକାରିଓଟିକ ଅଣୁଜୀବମାନଙ୍କର ସମଷ୍ଟି । ସ୍ୱଭାବିକ ଭାବରେ ଏମାନଙ୍କର ଦୈର୍ଘ୍ୟ ଅଳ୍ପ କେତେକ ମାଇକ୍ରୋମିଟ ହୋଇଥାଏ ଓ ବାସିଲସ ବା କୋକସ ହେଉ, ସେମାନଙ୍କର ସାଧାରଣ ଜୀବକୋଷର ଆକୃତି ଥାଏ । ପୃଥିବୀ ପୃଷ୍ଠରେ ଜୀବାଣୁ ପ୍ରଥମେ ସୃଷ୍ଟି ହୋଇଥିଲେ ଓ ଏବେ ସୁଦ୍ଧ ପ୍ରତ୍ୟେକ ବାସସ୍ଥାନରେ ଏମାନଙ୍କୁ ଦେଖିବାକୁ ମିଳେ । ଏମାନେ ମାଟିରେ, ଜଳରେ, ଉଷ୍ଣପ୍ରସ୍ରବଣରେ , ତେଜସ୍କ୍ରିୟ-ବର୍ଜ୍ଯବସ୍ତୁରେ ରହନ୍ତି, ଭୂ-ପୃଷ୍ଠର ଗଭୀର ଜୈବମଣ୍ଡଳରେ ମଧ୍ୟ ରହନ୍ତି । ପ୍ରାଣୀ ଓ ଉଦ୍ଭିଦମାନଙ୍କ ସହିତ ପରଜୀବୀ ସମ୍ପର୍କ ରଖି ମଧ୍ୟ ରହନ୍ତି । ଅଧିକାଂଶ ଜୀବାଣୁଙ୍କର ପରିଚୟ ଅଜ୍ଞାତ ଥିଲେ ମଧ୍ୟ ପ୍ରାୟ ୨୭% ଜୀବାଣୁଙ୍କୁ ପରୀକ୍ଷାଗାରରେ ରଖି ବୃଦ୍ଧି କରାଯାଇ ପାରୁଛି । ଜୀବାଣୁମାନଙ୍କ ଅନୁଶୀଳନ କରାଯାଉଥିବା ବିଜ୍ଞାନକୁ ଜୀବାଣୁ ବିଜ୍ଞାନ ଯାହା ଅଣୁଜୀବ ବିଜ୍ଞାନର ଏକ ଶାଖା ।
ସାର୍ ଚନ୍ଦ୍ରଶେଖର ଭେଙ୍କଟ ରମଣ (୭ ନଭେମ୍ବର ୧୮୮୮ - ୨୧ ନଭେମ୍ବର ୧୯୭୦) ଜଣେ ଭାରତୀୟ ପଦାର୍ଥ ବିଜ୍ଞାନୀ ଥିଲେ । ୧୯୩୦ ମସିହାରେ ଆଲୋକ ପ୍ରତିସରଣ ଉପରେ ଗବେଷଣା (ରମଣ ପ୍ରଭାବ) ପାଇଁ ନୋବେଲ ପୁରସ୍କାର ପ୍ରଦାନ କରାଯାଇଥିଲା । ସେ ଆବିଷ୍କାର କରିଥିଲେ ଯେ ଆଲୋକ ରଶ୍ମି ଯେତେବେଳେ ଗୋଟିଏ ସ୍ୱଚ୍ଛ ପଦାର୍ଥ ଦେଇ ଅତିିିିକ୍ରମ କରେ, କିଛି ଆଲୋକ ରଶ୍ମି ବିଚ୍ଛୁରିତ ହୋଇଯାନ୍ତି ଏବଂ ତାଙ୍କର ଦୈର୍ଘ୍ୟ ଓ ବିସ୍ତୃତିରେ ପରିବର୍ତ୍ତନ ହୁଏ ।ଏହି ପ୍ରତ୍ୟକ୍ଷ ଭାବେ ପରିପ୍ରକାଶ ଘଟଣାକୁ ରମଣ ବିିିିଚ୍ଛୁରଣ କୁହାଯାଏ, ଯାହାକି ରମଣ ପ୍ରଭାବଦ୍ୱାରା ହୋଇଥାଏ । ୧୯୫୪ରେ ଭାରତ ସରକାର ତାଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିଥିଲେ ।
କଦଳୀ ହେଉଛି ଏକ ଲମ୍ବାଳିଆ ଖଦ୍ଯୋପଯୋଗୀ ଫଳ, ଉଦ୍ଭିଦବିଜ୍ଞାନ ଅନୁସାରେ ଏକ କୋଳି । ଏଗୁଡିକ ମୁସା ପ୍ରଜାତିର ବଡ଼ବଡ଼ ଗୁଳ୍ମଜାତୀୟ ଉଦ୍ଭିଦମାନଙ୍କର ଫଳ । ଫଳଟି ବିଭିନ୍ନ ରଙ୍ଗ ଏବଂ ଆକାରର କିନ୍ତୁ ସାଧାରଣତଃ ଲମ୍ବା, ବଙ୍କା ଏବଂ ଶର୍କରାରେ ପୂର୍ଣ୍ଣ ମାଂସ ଯୁକ୍ତ ହୋଇଥାଏ, ଯାହା ଏକ ସବୁଜ କିମ୍ବା ହଳଦିଆ ଚୋପାଦ୍ୱାରା ଘୋଡାଇ ହୋଇ ରହିଥାଏ । କଦଳୀ, ଗଛର ଉପରପଟୁ ଏକତ୍ର ଫଳିଥାଏ । ବର୍ତ୍ତମାନର ପ୍ରାୟ ସମସ୍ତ ମଞ୍ଜି-ବିହୀନ କଦଳୀ ଦୁଇଟି ବନ୍ଯ ପ୍ରଜାତିଠାରୁ ଆସିଥାଏ - ମୁସା ଆକୁମିନାଟା, ଏବଂ ମୁସା ବାଲ୍ୱିସିଆନା।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
କଟକ, କଟକ ଜିଲ୍ଲାର ମୁଖ୍ୟାଳୟ ହେବା ସହିତ ଓଡ଼ିଶାର ଉପ-ରାଜଧାନୀ ତଥା ତତ୍ ସହିତ ରାଜ୍ୟର ସର୍ବପୁରାତନ ନଗର ମଧ୍ୟ । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ତଥା ରାଜଧାନୀ ଭାବେ ପ୍ରତିଷ୍ଠିତ । ଏହି ସହର ପାଖରେ ଭୁବନେଶ୍ୱର, ପୁରୀ ଓ କୋଣାର୍କର ଅଛି । ୧୯୬୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଗଜପତି ଜିଲ୍ଲା, ଓଡ଼ିଶାର ଦକ୍ଷିଣରେ ଥିବା ଏକ ଜିଲ୍ଲା । ଗଜପତି ଜିଲ୍ଲାର ନାମକରଣ ମହାରାଜା ଶ୍ରୀ କୃଷ୍ଣ ଚନ୍ଦ୍ର ଗଜପତି ନାରାୟଣ ଦେଓ , ଯିଏକି ପାରଳାଖେମୁଣ୍ଡି ଜମିଦାରୀର ପୂର୍ବତନ ରାଜା ସାହେବ ତଥା ଓଡ଼ିଶାର ପ୍ରଥମ ପ୍ରଧାନମନ୍ତ୍ରୀ ଥିଲେ। ଯାହାଙ୍କର ଅବଦାନ ଯୋଗୁଁ ଓଡ଼ିଶା ସ୍ୱତନ୍ତ୍ର ରାଜ୍ୟ ଗଠନ ସମ୍ଭବ ହୋଇପାରିଥିଲା ଏବଂ ପାରଳାଖେମୁଣ୍ଡି ଜମିଦାରୀ ଓଡ଼ିଶାରେ ଅବସ୍ଥାପିତ ହୋଇପାରିଛି । ୧୯୯୨ ମସିହାର ଅକ୍ଟୋବର ୨ ତାରିଖରୁ ଗଜପତି ଜିଲ୍ଲା ଗଞ୍ଜାମ ଜିଲ୍ଲାଠାରୁ ସ୍ୱତନ୍ତ୍ର ଭାବରେ ଜିଲ୍ଲାର ମାନ୍ୟତା ହାସଲ କରିଥିଲା । ତେବେ ଏହା ଗଞ୍ଜାମ ଜିଲ୍ଲାର ପାରଳାଖେମୁଣ୍ଡି ଉପଖଣ୍ଡରେ ନାମିତ ଥିଲା । ତାହା ବର୍ତ୍ତମାନ ଗଜପତି ଜିଲ୍ଲା ନାମିତ ହୋଇଛି । ବର୍ତ୍ତମାନ ମୋଟରେ ୭ଟି ତହସିଲ, ୭ଟି ବ୍ଲକ, ୧୫୩୪ଟି ଗ୍ରାମ, ୧୪୯ ଗ୍ରାମ ପଞ୍ଚାୟତ, ୧୧ଟି ପୋଲିସ ଥାନା ରହିଛି ।
ଟୁଇଟର () ଏକ ଅନଲାଇନ୍ ସୋସିଆଲ୍ ନେଟୱାର୍କିଙ୍ଗ୍ ସେବା ଯାହା ବ୍ୟବହାରକାରୀଙ୍କୁ ପରଷ୍ପର ସହ ୧୪୦-ଅକ୍ଷର ବିଶିଷ୍ଟ ସନ୍ଦେଶ ପଠାଇବାରେ ସାହାଯ୍ୟ କାରିଥାଏ । ଏହି ସନ୍ଦେଶ ଗୁଡିକୁ "ଟୁଇଟ୍" ବୋଲି କୁହାଯାଏ । ଏଥିରେ ପଞ୍ଜିକୃତ ହୋଇଥିବା ବ୍ୟକ୍ତି ମନେ ଟୁଇଟ୍ କରିପରିବେ ଏବଂ ନୂଆ ଟୁଇଟ୍ ପଢିପରିବେ । ପଞ୍ଜିକୃତ ହୋଇନଥିବା ବ୍ୟକ୍ତି ମନେ କେବଳ ନୁଆ ଟୁଇଟ୍ ପଢିପରିବେ । ଅଜିକାଲି ଲୋକମାନେ ମୋବାଇଲ୍, SMS କିମ୍ବା Web Interface ମଧ୍ୟମରେ ଟୁଇଟ୍ କରିପରୁଛନ୍ତି ଏବଂ ପଢିପରୁଛନ୍ତି । Twitter Inc.
ଚୌଧୁରୀ ରହମତ ଅଲି (୧୬ ନଭେମ୍ବର ୧୮୯୭- ୩ ଫେବୃଆରୀ ୧୯୫୧) ଜଣେ ପାକିସ୍ତାନୀ ଜାତୀୟତାବାଦୀ ନେତା ଯିଏ ପାକିସ୍ତାନ ସୃଷ୍ଟିର ପ୍ରାରମ୍ଭିକ ସମର୍ଥକମାନଙ୍କ ମଧ୍ୟରୁ ଅନ୍ୟତମ । ଦକ୍ଷିଣ ଏସିଆରେ ଏକ ଅଲଗା ମୁସଲମାନ ଦେଶ ସେ ଚେଷ୍ଟିତ ଥିଲେ ଏବଂ ପାକିସ୍ତାନ ଆନ୍ଦୋଳନର ପ୍ରତିଷ୍ଠାତା ଭାବରେ ସେ ପରିଚିତ । ଭାରତ ବିଭାଜନ ପରେ ନୂତନ ମୁସଲିମ ଦେଶର ପାକିସ୍ତାନ ନାମର ସେ ଜନକ ।
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ବିମାନ ଏକ ଏପରି ଯନ୍ତ୍ର ଅଟେ ଯାହା ମାନବକୁ ଆକାଶରେ ଉଡ଼ିବାର ଆଉ ଯାତ୍ରା କରିବାର ସ୍ୱାଧୀନତା ଦେଇଥାଏ । ଏହା ମୁଖ୍ୟତ ମାନବ ଚାଳିତ ଅଟେ । ପୁରାତନ କାଳରୁ ନେଇ ଆଜି ପର୍ଯ୍ୟନ୍ତ ବିମାନର ମହତ୍ୱ ରହି ଆସିଅଛି । ରାମାୟଣ ହେଉ କି ମହାଭାରତ ହେଉ, ବେଦ ହେଉ କି ଜଇନ ଗ୍ରନ୍ଥାବଳି ହେଉ ସବୁ ଜାଗାରେ ବିମାନ କଥା ରହି ଆସିଛି। ଆଉ ଆଜିର ଆଧୁନିକ ଯୁଗରେ ବି ବିମାନ ଜୀବନର ଏକ ଅଭିନ୍ନ ଅଙ୍ଗ ପାଲଟି ଯାଇଛି। ଏହି ଆଧୁନିକ ବିମାନ ପ୍ରଥମେ ରାଇଟ ଭାଇମାନେ (ଓରଭିଲ ଆଉ ବିବର ରାଇଟ) ସଫଳତାର ସହିତ ୧୯୦୩ ମସିହା ଡିସେମ୍ବର ମାସ ୧୭ ତାରିଖ ଦିନ ତିଆରି କରି ଉଡ଼ାଇ ଥିଲେ। ଅଉ ତା' ପରେ ବିମାନ ସବୁ ଉନ୍ନତରୁ ଉନ୍ନତତର ହେବାକୁ ଲଗିଲ। ପରବର୍ତ୍ତୀ ସମୟରେ ଯାତାୟତ ଠୁ ଆଗକୁ ବଢ଼ି ଯୁଦ୍ଧରେ ବ୍ୟବହାର ହେବାକୁ ଲଗିଲା । ଯୁଦ୍ଧ ବିମାନ ମୁଖ୍ୟତ ଆକାଶରୁ ବୋମା, ବିସ୍ଫୋଟକ ଓ ତୋପ ଗୋଳା ପକାଇବା ନିମନ୍ତେ ବ୍ୟବହାର ହୁଏ। ଆଜି ପର୍ଯ୍ୟନ୍ତ ପକାଯାଇଥିବ ସବୁଠୁ ଶକ୍ତିସାଳି ପରମାଣୁ ବୋମା ବି ଏହି ଯୁଦ୍ଧ ବିମାନ ସାହାଯ୍ୟରେ ଜାପାନ ଉପରେ ପକାଯାଇଥିଲା । ଆଜି ଯୁଦ୍ଧ ବିମାନ କୌଶଳ ବହୁତ ଆଗକୁ ବଢ଼ିଯାଇଛି । ମାନବ ରହିତ ଠୁ ଆରମ୍ଭକରି ଧ୍ୱନିଠାରୁ ଦୃତ ଗତିରେ ଯିବାବାଲା ଯୁଦ୍ଧ ବିମାନ ବାହାରିଲାଣି । ଖାଲି ଯୁଦ୍ଧ ବିମାନ କାହିଁକି ଯାତ୍ରୀବାହି ବିମାନବି ଆଜି ବହୁତ ଉନ୍ନତ ହୋଇଯାଇଛି। ୧୯୬୯ରୁ ୨୦୦୩ ପର୍ଯ୍ୟନ୍ତ ଚାଲିଥିବା ଯାତ୍ରୀବାହୀ ବିମାନ କଂକୋଡ଼ ଦୁନିଆର ସବଠୁ ଦୃତଗାମି ବିମାନ ଥିଲା। ଏହା ଧ୍ୱନିଠାରୁ ଅଧିକ ଗତିରେ ଯଇପାରୁଥିଲା। କିନ୍ତୁ ଯାନ୍ତ୍ରିକ ସମସ୍ୟା କରଣରୁ ୨୦୦୩ରେ ଏହାକୁ ବନ୍ଦ କରିଦିଆ ଗଲା । ଯାତ୍ରୀବାହି ବିମାନ ପୂର୍ଣ୍ଣ ଭାବେ ମାନବ ରହିତ ନହେଲେ ବି ଏହାକୁ କିଛି ସମୟ ପାଇଁ ଚାଳକକୁ ଚାପ ମୁକ୍ତ କରିବା ନିମନ୍ତେ ସ୍ୱଚାଳିତ କରିହେଉଛି ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ରବର୍ଟ୍ ଜନ୍ ଡାଓନି ଜୁନିୟର୍(ଜନ୍ମ ଅପ୍ରିଲ୍ ୪, ୧୯୬୫) ଜଣେ ଆମେରିକିୟ ଅଭିନେତା|ତାଙ୍କ ବୃତ୍ତି ଜୀବନ ଯୌବନ ସମୟରେ ସମାଲୋଚନା ମୂଳକ ଏବଂ ଜନପ୍ରିୟ ରହିଥିଲା ଏବଂ ଯାହାକି ଅପବ୍ୟବହାର ଏବଂ ଆଇନ ଅସୁବିଧା ମଧ୍ୟ ଏବଂ ମଧ୍ୟମ ବୟସରେ ବାଣିଜ୍ୟିକ ଉନ୍ନତି ଦେଇ ଗତି କରିଥିଲା। ୨୦୧୨ରୁ ୨୦୧୫ ପର୍ଯ୍ୟନ୍ତ ସେ ଲଗାତାର୍ ୩ ବର୍ଷ ପର୍ଯ୍ୟନ୍ତ ଡାଓନି ସବୁଠାରୁ ଅଧିକ ବେତନ ପାଉଥିବା ଅଭିନେତା ମାନଂକ ମଧ୍ୟରେ ଫୋର୍ବସ୍ର ସୂଚୀରେ ସବୁଠାରୁ ଉପରେ ଥିଲେ ,ଜୁନ୍ ୨୦୧୪ରୁ ଜୁନ୍୨୦୧୫ ମଧ୍ୟରେ ତାଙ୍କ ଅନୁମାନିକ ଆୟ ୮୦ ମିଲିୟନ୍ ଡଲାର୍ ଥିଲା|
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଏକ ଇଣ୍ଡୋ-ଆର୍ଯ୍ୟ ଭାରତୀୟ ଭାଷା । ଏହା ଭାରତର ଓଡ଼ିଶାରେ ସର୍ବାଧିକ ବ୍ୟବହୃତ ଓ ମୁଖ୍ୟ ସ୍ଥାନୀୟ ଭାଷା ଏବଂ ୯୧.୮୫% ଲୋକଙ୍କଦ୍ୱାରା କଥିତ । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଓଡ଼ିଶା ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ମେରୀ ୱୋଲଷ୍ଟୋନ୍କ୍ରାଫ୍ଟ ସେଲୀ (୩୦ ଅଗଷ୍ଟ ୧୭୯୭ - ୧ ଫେବୃଆରୀ ୧୮୫୧), ଜଣେ ଇଂରାଜୀ ଉପନ୍ୟାସ ଲେଖିକା, କ୍ଷୁଦ୍ରଗଳ୍ପ ରଚୟିତା, ନାଟ୍ୟକାର, ପ୍ରବନ୍ଧ ଲେଖିକା, ଜୀବନୀ ଲେଖିକା ଏବଂ ଭ୍ରମଣ କାହାଣୀ ଲେଖିକା ଥିଲେ । ମେରୀ ତାଙ୍କର ଉପନ୍ୟାସ ଫ୍ରାଙ୍କେନ୍ଷ୍ଟେନ୍ ପାଇଁ ବେଶ୍ ଜଣାଶୁଣା । ଏହି ଉପନ୍ୟାସଟି 'ଦ ମଡର୍ଣ୍ଣ ପ୍ରୋମେଥେସ୍' ଭାବରେ ମଧ୍ୟ ପରିଚିତ ଯାହାକି ୧୮୧୮ ମସିହାରେ ପ୍ରକାଶିତ ହୋଇଥିଲା । ସେ ତାଙ୍କର ସ୍ୱାମୀଙ୍କର କିଛି କାର୍ଯ୍ୟକୁ ସମ୍ପାଦନା କରିଥିଲେ ଏବଂ ପ୍ରଦର୍ଶନ କରିଥିଲେ । ତାଙ୍କର ପତିଙ୍କର 'ରୋମାଣ୍ଟିକ୍ ପୋଏଟ୍' ଏବଂ 'ଫିଲୋସୋଫର୍ ପେର୍କି ବାଏସି ସେଲୀ' ଆଦି ପୁସ୍ତକର ସମ୍ପାଦନା କରି ମେରୀ ତାକୁ ପ୍ରକାଶ କରିଥିଲେ । ମେରୀଙ୍କର ବାପା ଉଇଲିୟମ୍ ଗୋଡ୍ଉଇନ୍ ଜଣେ ରାଜନୈତିକା ଦାର୍ଶିନିକ ଥିଲେ ଏବଂ ତାଙ୍କର ମାଆ ମେରୀ ୱୋଲଷ୍ଟୋନ୍କ୍ରାଫ୍ଟ ଜଣେ ଦାର୍ଶିନିକ ଓ ନାରୀବାଦୀ ମଣିଷ ଥିଲେ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୩) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ସ୍ପେନ, (ଅଧିକାରିକ ଭାବେ ସ୍ପେନର ରାଜତନ୍ତ୍ର) ମୁଖ୍ୟତଃ ଦକ୍ଷିଣ-ପୂର୍ବ ଇଉରୋପରେ ଥିବା ଏକ ଦେଶ। ଏହା ପ୍ରାୟତଃ ଇବେରିୟ ପ୍ରାୟଦ୍ୱୀପରେ ଅବସ୍ଥିତ ଏବଂ ଏହାର ଦୁଇଟି ଆଫ୍ରିକୀୟ ପରୀକ୍ଷେତ୍ର ଅଛି (ଯଥା କେଉଟା ଏବଂ ମେଇଆ) । ଏହାର ଏକ ଦ୍ୱୀପକୁଞ୍ଜ (କନାରୀ ଦ୍ବୀପ) ଆଫ୍ରିକୀୟ ତଟଠାରୁ ୧୦୦ କିମି ଦୂରତାରେ ଅବସ୍ଥିତ ଏବଂ ଅନ୍ୟ ଏକ ଦ୍ୱୀପକୁଞ୍ଜ (ବାଲେଆରିକ ଦ୍ବୀପ) ମଧ୍ୟ ସାଗରରେ ଅବସ୍ଥିତ । ଏହା ହେଉଛି ଏକ ମାତ୍ର ଇଉରୋପୀୟ ଦେଶ ଯିଏ ଆଫ୍ରିକା ସହିତ ଏକ ଭୌତିକ ସୀମା ଭାଗ କରେ । ଅଲବୋରାନ ସାଗରରେ ଅବସ୍ଥିତ ଅନେକ ଦ୍ବୀପ ମଧ୍ୟ ଏହି ଦେଶର ଅଂଶ ଅଟନ୍ତି । ସ୍ପେନର ମୁଖ୍ୟଭୂମି ଉତ୍ତରରେ ଫ୍ରାନ୍ସ , ପଶ୍ଚିମରେ ପର୍ତ୍ତୁଗାଲ ଏବଂ ଦକ୍ଷିଣରେ ଇଂଲଣ୍ଡ ସହିତ ଭୌତିକ ସୀମା ଭାଗ କରେ । ଏହା ଦକ୍ଷିଣ ଏବଂ ପୂର୍ବରେ ଭୂମଧ୍ୟ ସାଗରଦ୍ୱାରା ଘେରି ହୋଇ ଅଛି କେବଳ ଗୋଟେ ଛୋଟ ଭୂମି ସୀମାକୁ ଛାଡି଼ଦେଲେ (ଜିବ୍ରାଲଟାର) ଯାହାକି ଏକ ଇଂରେଜ କ୍ଷେତ୍ର ।
ପ୍ରଫୁଲ୍ଲ ସାମଲ ([pɾɔpʰullɔ samɔlɔ] (listen)) (ଜନ୍ମ: ୧୫ ଅଗଷ୍ଟ ୧୯୪୭, ଭଦ୍ରକ) ଜଣେ ଭାରତୀୟ ରାଜନେତା ଏବଂ ବର୍ତ୍ତମାନ ବିଜୁ ଜନତା ଦଳର ସଭ୍ୟ । ସେ ୧୯୭୧ ମସିହାରେ ଓଡ଼ିଶାର ରାଜନୀତିରେ ଯୋଗ ଦେଇଥିଲେ । ୧୯୯୫ ମସିହାରେ ସେ ୧୦ମ ବିଧାନ ସଭାରେ ଜନତା ଦଳର ପ୍ରତିନିଧି ଭାବରେ ଭଦ୍ରକ ନିର୍ବାଚନ ମଣ୍ଡଳୀରୁ ବିଧାୟକ ଭାବରେ ନିର୍ବାଚିତ ହୋଇଥିଲେ । ଏହାପରେ ସେ ୧୧ଶ ଓ ୧୨ଶ ବିଧାନ ସଭାରେ ଜନତା ଦଳର ପ୍ରତିନିଧି ଭାବରେ ଭଦ୍ରକରୁ, ୧୫ଶ ଓ ୧୬ଶ ବିଧାନ ସଭାରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ଭଣ୍ଡାରିପୋଖରୀ ନିର୍ବାଚନ ମଣ୍ଡଳୀରୁ ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୧୪ଶ ବିଧାନ ସଭାରେ ପ୍ରଫୁଲ୍ଲ ପଞ୍ଚାୟତିରାଜ ବିଭାଗର ମନ୍ତ୍ରୀ ଥିଲେ । ୧୫ଶ ବିଧାନ ସଭାରେ ସେ ମହିଳା ଓ ଶିଶୁ ବିକାଶ କଲ୍ୟାଣ ଯୋଜନାର ମନ୍ତ୍ରୀ ଥିଲେ ।
ବିଶ୍ୱଜିତ ଦାସ (୧୯୩୬-୨୦୦୪) ଜଣେ ଖ୍ୟାତନାମା ଓଡ଼ିଆ ନାଟ୍ୟକାର ଥିଲେ । ସେ ପ୍ରିୟତମା ଓ ନିଝୁମ ରାତିର ସାଥୀ କଥାଚିତ୍ରର ନିର୍ଦ୍ଦେଶନା ଦେବା ସହ ଗୌରୀ, ନାଗଫାସ, ଅହଲ୍ୟା, କାବେରୀ ଓ ତୁଣ୍ଡବାଇଦ ଆଦି କଥାଚିତ୍ରର ସଂଳାପ ରଚନା କରିଥିଲେ । ଏଥି ସହିତ ସେ କେତୋଟି ବିଦେଶୀ ଭାଷାର ନାଟକକୁ ଓଡ଼ିଆରେ ଅନୁବାଦ ମଧ୍ୟ କରିଥିଲେ । ୧୯୬୪ ମସିହାରେ 'ସଂକେତ' ନାମକ ଏକ ନାଟ୍ୟ ଅନୁଷ୍ଠାନ ଗଠନ କରିଥିଲେ ।
ବେଦାନ୍ତ ବା ଉତ୍ତର ମିମାଂସା ପାରମ୍ପରିକ ବୈଦିକ ଷଡଦର୍ଶନ ମଧ୍ୟରୁ ଗୋଟିଏ । ବେଦର ଅନ୍ତିମ ଭାଗକୁ ବେଦାନ୍ତ ବୋଲି କୁହାଯାଏ ଏବଂ ଏହା ଉପନିଷଦମାନଙ୍କୁ ବୁଝାଏ । ବେଦାନ୍ତ ଶବ୍ଦ ମଧ୍ୟ ହିନ୍ଦୁ ଦର୍ଶନର ତିନି ମୂଳ ଗ୍ରନ୍ଥ ପ୍ରଧାନ ଉପନିଷଦ ସମୂହ, ବ୍ରହ୍ମସୂତ୍ର ଓ ଭଗବତ ଗୀତା ଉପରେ ଆଧାରିତ ବିଭିନ୍ନ ଦାର୍ଶନିକ ପରମ୍ପରାକୁ ବୁଝାଏ । ବିଭିନ୍ନ ଦଶ ଅଷ୍ଟମ ଶତାବ୍ଦୀ ବେଳକୁ ଏହି ଶବ୍ଦର ପ୍ରୋୟୋଗ ଆତ୍ମ ସାକ୍ଷାତ୍କାର ବା ବ୍ରହ୍ମଙ୍କୁ ଜାଣିବାର ପ୍ରଣାଳୀ ନିମନ୍ତେ କରାଗଲା । ବେଦାନ୍ତ ଦର୍ଶନକୁ ଉତ୍ତର ମୀମାଂସା ମଧ୍ୟ କୁହାଯାଏ ।
ଭଗବାନ ବିଷ୍ଣୁଙ୍କର ଦଶାବତାର କଥା ଶୁଣିଲେ ଓ ଓଡ଼ିଶୀ ନାଚର ଦଶ ଅବତାର ଭଙ୍ଗୀ ଦେଖିଲେ ବୁଝାପଡ଼େ ମଣିଷ କିପରି ଏ ପୃଥିବୀକୁ ଆସିଲା । ବିବର୍ତ୍ତନବାଦୀମାନେ କହନ୍ତି, ପୃଥିବୀଟା ବହୁ ପୁରାକାଳରେ ଖାଲି ବାଷ୍ପମୟ ଥିଲା । କ୍ରମେ କ୍ରମେ ସେ ବାଷ୍ପରାଶି ଶୀତଳ ହୋଇଯାଇ ନାନାପ୍ରକାର ପଦାର୍ଥ ଓ ରାସାୟନିକ ଦ୍ରବ୍ୟରେ ପରିଣତ ହେଲା । ପାଣି ମଧ୍ୟ ତିଆରି ହେଲା । ସେ ପାଣିରେ ପ୍ରଥମେ ଛୋଟ ଛୋଟ ଜୀବ ଉତ୍ପନ୍ନ ହେଲେ । ସେ ଛୋଟ ଛୋଟ ଜୀବ ନାନା ଘାତ ପ୍ରତିଘାତ ମଧ୍ୟରେ ଯାଇ ଆସ୍ତେ ଆସ୍ତେ ଉନ୍ନତ ଧରଣର ହେଲେ । ପରେ ମାଛମାନଙ୍କର ଆବିର୍ଭାବ ହେଲା । ସେ ମାଛମାନେ କ୍ରମେ କ୍ରମେ ଜଳରୁ ସ୍ଥଳଭାଗକୁ ଆସିଲେ । ତା ପରେ ନାନା ପ୍ରକାର ସରୀସୃପ ବା ସାପ ଜାତୀୟ ଓ ବେଙ୍ଗ ଜାତୀୟ ଜୀବ ସୃଷ୍ଟି ହେଲେ । ସେଥିରୁ କ୍ରମେ କ୍ରମେ ନାନା ପ୍ରକାର ଡାଇନୋସର ଓ ଅନ୍ୟାନ୍ୟ ପ୍ରକାରର ଜୀବ ସୃଷ୍ଟି ହୋଇ ଶେଷରେ ମାଙ୍କଡମାନଙ୍କର ଆବିର୍ଭାବ ହେଲା । ଏସବୁ ହେବାକୁ କୋଟି କୋଟି ବର୍ଷ ଲାଗିଥିଲା ବୋଲି ବୈଜ୍ଞାନିକମାନେ କହନ୍ତି । ତା ପରେ ଆସିଲା ମଣିଷ ।
ପୁର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ ଏକ ଓଡ଼ିଆ ଶବ୍ଦକୋଷ । ଏହା ସଂକଳନ କରିବାରେ ୩୦ରୁ ଅଧିକ ବର୍ଷ ସମୟ ଲାଗିଥିବା ବେଳେ ଏହା ୧୯୩୧ରୁ ୧୯୪୦ ଭିତରେ ୭ଟି ଖଣ୍ଡରେ ଓ ପ୍ରତି ଖଣ୍ଡ ଆକାରରେ ପାଖାପାଖି ରୟାଲ କ୍ୱାର୍ଟୋ ପୃଷ୍ଠା ଭାବରେ ପ୍ରକାଶିତ ହୋଇଥିଲା । ଏହାର ମୋଟ ପୃଷ୍ଠା ସଂଖ୍ୟା ୯,୫୦୦ ଓ ଏଥିରେ ୧୮୫,୦୦୦ ମୁଖ୍ୟଶବ୍ଦ ରହିଛି । ଏହାର ମୁଖ୍ୟ ସଂକଳକ ଥିଲେ ଗୋପାଳ ଚନ୍ଦ୍ର ପ୍ରହରାଜ ଓ ଉତ୍କଳ ସାହିତ୍ୟ ପ୍ରେସ ଏହାର ପ୍ରକାଶ ଓ ମୁଦ୍ରଣ କରିଥିଲେ । ତାଙ୍କ ସହ ତାଙ୍କର ମୁଖ୍ୟ ସହକର୍ମୀ ପୀତାମ୍ବରୀ ଦେବୀ ଓ ଅନ୍ୟାନ୍ୟ ସହକର୍ମୀମାନେ ଶବ୍ଦ ସଂଗ୍ରହ ଓ ସଂକଳନରେ ସାହାଯ୍ୟ କରିଥିଲେ । ବିଶ୍ୱନାଥ କର ଥିଲେ ଏହାର ପ୍ରକାଶକ । ଏହା ଥିଲା ପ୍ରଥମ ଓଡ଼ିଆ ଶବ୍ଦକୋଷ । ସଂକଳନ ସହ ପ୍ରହରାଜ ସର୍ବସାଧାରଣ ଅନୁଦାନ ସଂଗ୍ରହ ଓ ଛପା ଖର୍ଚ୍ଚ ମଧ୍ୟ ବହନ କରିଥିଲେ । ତତ୍କାଳୀନ ବଙ୍ଗ, ମାନ୍ଦ୍ରାଜ ପ୍ରଦେଶ, ଅନେକ ଓଡ଼ିଆ କଥିତ ଅଞ୍ଚଳର ଶାସକ ଓ ବ୍ରିଟିଶ ସରକାର ଏହି ଗ୍ରନ୍ଥାବଳୀ ପାଇଁ ପୃଷ୍ଠପୋଷକତା ଯୋଗାଇଥିଲେ ।
କଳ୍ପନା ଚାୱଲା (ମାର୍ଚ୍ଚ ୧୭, ୧୯୬୨ – ଫେବୃଆରୀ ୧, ୨୦୦୩) ହେଉଛନ୍ତି ଭାରତରେ ଜନ୍ମିତ ପ୍ରଥମ ମହିଳା ମହାକାଶଚାରୀ । ସେ ୧୯୯୭ ମସିହାରେ ପ୍ରଥମ ଥର ପାଇଁ କଲମ୍ବିଆ ମହାକାଶଯାନରେ ମହାକାଶକୁ ଯାତ୍ରା କରିଥିଲେ। ଏହି ମହାକାଶ ଯାନରେ ସେ mission specialist ଏବଂ primary robotic arm operator ଭାବେ ଯାଇଥିଲେ। ୨୦୦୩ ମସିହାରେ କଲମ୍ବିଆ ମହାକାଶଯାନ ଦୁର୍ଘଟଣା (Space Shuttle Columbia disaster)ରେ ପ୍ରାଣ ହରାଇ ଥିବା ସାତ ଜଣ ମହାକାଶଚାରୀଙ୍କ ମଧ୍ୟରେ କଳ୍ପନା ଅନ୍ୟତମ। ସେ ପଞ୍ଜାବ ଇଞ୍ଜିନିୟରିଂ କଲେଜ୍ରୁ ଏରୋନଟିକାଲ୍ ଇଞ୍ଜିନିୟରିଂରେ ସ୍ନାତକ ଡିଗ୍ରୀ ଏବଂ ଆମେରିକାର ଟେକ୍ସାଜ୍ ୟୁନିଭର୍ସିଟିରୁ ଏରୋସ୍ପେଶ୍ ଇଞ୍ଜିନିୟରିଂରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଥିଲେ। ୧୯୮୮ରେ ସେ ଆମେରିକାର କଲରାଡୋ ୟୁନିଭର୍ସିଟିରୁ ପି.ଏଚ୍.ଡି.
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଜଣ୍ଡିସ୍ ବା କାମଳ (ଇଂରାଜୀ ଭାଷାରେ Jaundice, ଅନ୍ୟ ଇଂରାଜୀ ନାମ icterus) ରୋଗରେ ଚର୍ମ ଓ ଚକ୍ଷୁର ଶ୍ୱେତପଟଳରେ (whites of the eyes) ହଳଦିଆ ବା ଶାଗୁଆ ବର୍ଣ୍ଣକଣା ଜମାହୋଇଯାଏ; ରକ୍ତରେ ଅଧିକ ବିଲିରୁବିନ (high bilirubin levels) ସ୍ତର ରହିବା ଯୋଗୁ ଏହି ପରିବର୍ତ୍ତନ ହୁଏ । ଏହି ରୋଗରେ ସାଧାରଣତଃ ଗଲୁ ହୁଏ । ମଳ (feces) ଫିକା ଓ ପରିସ୍ରା ଗାଢ଼ ଦେଖାଯାଏ । ଅର୍ଦ୍ଧେକ ନବଜାତ ଶିଶୁଙ୍କ ଜନ୍ମର ପ୍ରଥମ ସପ୍ତାହରେ ନବଜାତ କାମଳ (Jaundice in babies) ରୋଗ ହୁଏ କିନ୍ତୁ ଅଧିକାଂଶ କେଶ୍ରେ ଏହା ଏକ ସମସ୍ୟା ନୁହେଁ । ବିଲିରୁବିନ ସ୍ତର ଅତି ଅଧିକ ଓ ବହୁତ ସମୟ ଧରି ରହିଲେ ମସ୍ତିଷ୍କ କ୍ଷତିଗ୍ରସ୍ତ ହୋଇପାରେ ଯାହାକୁ କେର୍ନିକ୍ଟେରସ (kernicterus) କୁହାଯାଏ ।
ବରାହମିହିର (ସନ ୫୦୫- ସନ ୫୮୭) ହେଉଛନ୍ତି ଜଣେ ମହାନ୍ ଭାରତୀୟ ଗଣିତଜ୍ଞ, ଜ୍ୟୋତିର୍ବିଦ ଓ ଖଗୋଳ ବିଜ୍ଞାନୀ। ସେ କେବଳ ବରାହ ବା ମିହିର ଭାବେ ମଧ୍ୟ ପରିଚିତ। ତାଙ୍କର ଜନ୍ମ ଉଜ୍ଜୟିନୀରେ ହୋଇଥିଲା ।ପିତା ଆଦିତ୍ୟଦାସଙ୍କଠାରୁ ପାରମ୍ପାରିକ ଗଣିତ ଏବଂ ଜ୍ୟୋତିଷ ଶାସ୍ତ୍ର ଅଧ୍ୟୟନ କରି ସେଥିରେ ଅନେକ ସଂସ୍କାର ଆଣିଥିଲେ। ଗୁପ୍ତ ସାମ୍ରାଜ୍ୟର ବିକ୍ରମାଦିତ୍ୟ(ଚନ୍ଦ୍ରଗୁପ୍ତ-୨ୟ)ଙ୍କ ରାଜସଭାରେ ସେ ନବରତ୍ନଙ୍କ ମଧ୍ୟରେ ସ୍ଥାନ ପାଇଥିଲେ।
ଜଣେ ମନୁଷ୍ୟର କୌଣସି ଏକ ରୋଗ ନିମିତ୍ତ ପ୍ରତିରୋଧକ ଶକ୍ତି ବଢାଇବା ନିମିତ୍ତ ଟିକାକରଣ ହୋଇଥାଏ । ବାୟୁ, ଜଳ ଏବଂ ଖାଦ୍ୟଦ୍ୱାରା ଡ଼େଉଁଥିବା ରୋଗଗୁଡ଼ିକରୁ ବଞ୍ଚିବା ପାଇଁ ମୁଖ୍ୟତଃ ଟିକା ଦିଆ ଯାଇଥାଏ। ପୂର୍ବରୁ ବସନ୍ତ ରୋଗରେ ବହୁ ଜୀବନହାନୀ ଘଟୁଥିଲା, ହେଲେ ବର୍ତ୍ତମାନ ବସନ୍ତ ପ୍ରତିରୋଧକ ଟିକା ନେବାଦ୍ୱାରା ବସନ୍ତ ରୋଗ ସମ୍ପୂର୍ଣ୍ଣ ଲୋପ ପାଇଯାଇଛି। ସେହିପରି ପୋଲିଓ, ମିଳିମିଳା ଏବଂ ଟିଟାନାସ ରୋଗଗୁଡ଼ିକ ମଧ୍ୟ ଧୀରେ ଧୀରେ ଲୋପ ହେବାକୁ ବସିଲାଣି ।
ଚିନ୍ତାମଣି ମହାନ୍ତି (୧୬ ମାର୍ଚ୍ଚ ୧୮୬୭–୧୭ ଡିସେମ୍ବର ୧୯୪୩) ଓଡ଼ିଶାରେ ଜନ୍ମିତ ଜଣେ ଓଡ଼ିଆ କବି, ଲେଖକ ଓ ଶିକ୍ଷକ ଥିଲେ । ସେ ତତ୍କାଳୀନ ଉତ୍କଳର ବିଭିନ୍ନ ସ୍ଥାନ ବୁଲି ସ୍ଥାନୀୟ ପ୍ରକୃତି ଓ ସାମାଜିକ ଜୀବନ ଆଦି ଅଧ୍ୟୟନ କରିଥିଲେ ଓ ତାହା ଆଧାରରେ ଓଡ଼ିଆରେ କାବ୍ୟକବିତା ରଚନା କରିଥିଲେ । ତାଙ୍କ ସାହିତ୍ୟରେ ରାଧାନାଥ ରାୟଙ୍କ ପ୍ରଭାବ ବହୁ ଭାବରେ ରହିଛି । ତାଙ୍କ ବିଶିଷ୍ଟ ରଚନାଗୁଡ଼ିକ ମଧ୍ୟରୁ ମହେନ୍ଦ୍ରଗିରି ଅନ୍ୟତମ ଏବଂ ସେଥିରେ ରାଧାନାଥଙ୍କ ଚିଲିକା ଖଣ୍ଡକାବ୍ୟର ପ୍ରଭାବ ରହିଛି । ତାହା ବାଦ ସେ ସୁରଙ୍ଗୀ, ଉଦ୍ୟାନଖଣ୍ଡ, ବିକ୍ରମାଦିତ୍ୟ, ମୁକୁନ୍ଦଦେବ ଓ ସୁଭଦ୍ରା ଆଦି କାବ୍ୟଗ୍ରନ୍ଥ, ପତ୍ର-ପୁଷ୍ପ ଛୋଟ କବିତାସଂଗ୍ରହ, ଏବଂ ଓଡ଼ିଶାର ସାମାଜିକ ସଂସ୍କାର ଉପରେ ଆଧାରିତ ଶନିସପ୍ତା ଓ ଟଙ୍କାଗଛ ଆଦି ଉପନ୍ୟାସ । ବିଶିଷ୍ଟ ଲେଖକ ଓ ଶିକ୍ଷକ ଉପେନ୍ଦ୍ର ପ୍ରସାଦ ମହାନ୍ତି ତାଙ୍କ ପୁଅ ।
ଆତ୍ମହତ୍ୟାର ଏହାର ଅର୍ଥ ସ୍ୱେଚ୍ଛାରେ ନିଜକୁ ହତ୍ୟା କରିବା ଓ ଏହାକୁ ସୁଇସାଇଡ (ଇଂରାଜୀ ଭାଷାରେ suicide) ମଧ୍ୟ କୁହାଯାଏ ।. ଏହାର ସଙ୍କଟ ଜନକ ଅବସ୍ଥାମାନଙ୍କ ନାମ ମାନସିକ ବେମାରୀ ଅବସାଦ, ସିଜୋଫ୍ରେନିଆ, ମଦ୍ୟାତ୍ୟୟ, ନିଶା ଦ୍ରବ୍ୟ ସେବନ, ବାଇପୋଲାର ଡିଜଅଡର ଇତ୍ୟାଦି । ଅନ୍ୟ କାରକମାନଙ୍କ ନାମ ଚାପ ଜନିତ ଆବେଗ ଯାହା ଅର୍ଥନୈତିକ ସମସ୍ୟା, ସମ୍ପର୍କ ସମସ୍ୟା ବା ଭୟ । ପୂର୍ବରୁ ଆତ୍ମହତ୍ୟା ଚେଷ୍ଟା ଥିଲେ ଭବିଷ୍ୟତ ସଙ୍କଟ ଅଧିକ ରହେ । ବର୍ଡର ଲାଇନ ପର୍ସନାଲିଟି ଡିଜ୍ଅର୍ଡର ଓ ମ୍ୟାନିକ୍ ଡିପ୍ରେସନ ଯୋଗୁ ହତାଶା ହୁଏ ଓ ଏହାଦ୍ୱାରା ଆତ୍ମହତ୍ୟା ହୁଏ । ଆତ୍ମହତ୍ୟା ପ୍ରତିରୋଧ ନିମନ୍ତେ ଆଗ୍ନେୟାସ୍ତ୍ର ଓ ବିଷ ଅପହଞ୍ଚ, ମାନସିକ ବେମାରୀର ଚିକିତ୍ସା, ଡ୍ରଗ ଅପବ୍ୟବହାର, ଅର୍ଥନୀତିରେ ସୁଧାର ଓ ମିଡିଆ ରିପୋର୍ଟ ଅତି ଆବଶ୍ୟକ । ସାଧାରଣତଃ କ୍ରାଇସିସ୍ ହଟ୍ ଲାଇନ (ଫୋନ୍ ଯୋଗେ ପରାମର୍ଶ) ବ୍ୟବହାର କରାଯାଉଥିଲେ ମଧ୍ୟ ଏହାର କାର୍ଯ୍ୟକାରୀତା ବିଷୟରେ ପ୍ରମାଣ ବିଶେଷ ନାହିଁ । ବିଭିନ୍ନ ଦେଶରେ ଭିନ୍ନ ଭିନ୍ନ ପ୍ରକାର ଆତ୍ମହତ୍ୟା ଦେଖାଯାଏ । ସାଧାରଣତଃ ବେକ ଝୁଲେଇବା (Hanging), ପୋକମରା ଔଷଧ ସେବନ ଓ ଆଗ୍ନେୟାସ୍ତ୍ରଦ୍ୱାରା ଏହା ସମ୍ଭବ ହୁଏ । ପ୍ରତିବର୍ଷ ପ୍ରାୟ ୮୦୦,୦୦୦ରୁ ଏକ ନିୟୁତ ଲୋକ ଏହି ଭାବରେ ମରନ୍ତି ଓ ଏହା ପୃଥିବୀରେ ମୃତ୍ୟୁର ଦଶମ କାରଣ ରୂପେ ପରିଚିତ । ପୁରୁଷ ଆତ୍ମହତ୍ୟା ସଂଖ୍ୟା ମହିଳାଙ୍କ ଅପେକ୍ଷା ୩ରୁ ୪ ଗୁଣ ଅଧିକ । ସନ ୧୯୯୦ରେ ୭୧୨,୦୦୦ ଆତ୍ମହତ୍ୟା ମୃତ୍ୟୁ ହୋଇଥବା ବେଳେ ୨୦୧୩ରେ ୮୪୨,୦୦୦ ମୃତ୍ୟୁ ହୋଇଥିଲା । ୧୦ରୁ ୨୦ ନିୟୁତ ଆତ୍ମଘାତୀ ଚେଷ୍ଟା ପ୍ରତି ବର୍ଷ ହୁଏ ଯାହା ଫଳପ୍ରଦ ହୋଇପାରି ନ ଥାଏ । ଯୁବକମାନେ ମହିଳାମାନଙ୍କ ଅପେକ୍ଷା ୩ରୁ ୪ ଗୁଣ ଅଧିକ ଆତ୍ମହତ୍ୟା ଚେଷ୍ଟା କରନ୍ତି । ଅଣ-ମାରାତ୍ମକ ଆତ୍ମହତ୍ୟା ପ୍ରଚେଷ୍ଟଦ୍ୱାରା ଆଘାତ ଓ ଦୀର୍ଘସ୍ଥାୟୀ ଅକ୍ଷମତା ଦେଖାଯାଏ । ୧୫-୨୯ ବର୍ଷ ବୟସ୍କଙ୍କ ମଧ୍ୟରେ ଆତ୍ମହତ୍ୟା ହିଁ ମୃତ୍ୟୁର ଦ୍ୱିତୀୟ ବଡ଼ କାରଣ ବୋଲି ମଙ୍ଗଳବାର, ୧୧ ସେପ୍ଟେମ୍ବର ୨୦୧୮ ମିଳିତ ଜାତିସଂଘ ନିଜର ଏକ ରିପୋର୍ଟରେ ଉଲ୍ଲେଖ କରିଥିଲା। ଲାନ୍ସେଟ୍ ପବ୍ଲିକ୍ ହେଲ୍ଥ ଜର୍ନାଲ୍ରେ ‘ଦି ଗ୍ଲୋବାଲ୍ ବର୍ଡନ୍ ଅଫ୍ ଡିଜିଜ୍ ଷ୍ଟଡିଜ୍ ୧୯୯୦-୨୦୧୬’ ଶୀଷର୍କରେ ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି ଯେ, ବିଶ୍ୱବ୍ୟାପୀ ଘଟୁଥିବା ଆତ୍ମହତ୍ୟାର ୩୭% ପୁରୁଷ କେବଳ ଭାରତୀୟ ଏବଂ ୨୪% ମହିଳା ଚରମ ପଦକ୍ଷେପ ନେଇଥାନ୍ତି । ୧୫-୩୯ ବର୍ଷ ବୟସ୍କଙ୍କ ଆତ୍ମହତ୍ୟାରେ ଭାରତ ବିଶ୍ୱସ୍ତରରେ ତୃତୀୟ । ୧୯୯୦ରୁ ୨୦୧୬ ମଧ୍ୟରେ ଦେଶରେ ଆତ୍ମହତ୍ୟା ଜନିତ ମୃତ୍ୟୁସଂଖ୍ୟା ୪୦% ବଢ଼ିଛି । କେବଳ ୨୦୧୬ରେ ଭାରତରେ ୨,୩୦,୩୧୪ ଲୋକ ଆତ୍ମହତ୍ୟା କରିଛନ୍ତି । କର୍ନାଟକ, ତାମିଲନାଡୁ, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ପଶ୍ଚିମବଙ୍ଗ ଏବଂ ତ୍ରିପୁରାରେ ଉଭୟ ପୁରୁଷ ଏବଂ ମହିଳାଙ୍କ କ୍ଷେତ୍ରରେ ଆତ୍ମହତ୍ୟା ହାର ସବୁଠାରୁ ଅଧିକ । କେରଳ, ଛତିଶଗଡ଼ରେ ଅଧିକ ପୁରୁଷ ଆମହତ୍ୟା କରିଥାନ୍ତି । ଭାରତରେ ପ୍ରତି ୧ଲକ୍ଷରେ ୧୫% ମହିଳା ଆତ୍ମହତ୍ୟା କରିଥାନ୍ତି। କେତେକ ଚିନ୍ତାଧାରା ଆତ୍ମହତ୍ୟା ପ୍ରରୋଚନା କରେ ଯଥା: ସମ୍ମାନ (Honour), ଧର୍ମ ଓ ଜୀବନର ମୂଲ୍ୟବୋଧ । ଆବ୍ରାହମ ଧର୍ମ ଅନୁଯାୟୀ ଜୀବନ ପବିତ୍ର, ତେଣୁ ଏହାକୁ ତ୍ୟାଗ କରିବା ପ୍ରଭୁଙ୍କ ପ୍ରତି ଅପରାଧ କରିବା ସଙ୍ଗେ ସମାନ । ଜାପାନର ସମୁରାଇ ଯୁଗରେ ଏହା (ସେପୁକୁ ବା ଆତ୍ମହତ୍ୟା) ଭୁଲର ପ୍ରାୟଶ୍ଚିତ କିମ୍ବା ପ୍ରତିବାଦ ରୁପେ ଗଣା ହେଉଥିଲା ।. ଆଇନ ବହିର୍ଭୂତ ସତୀ ଦାହ ପ୍ରଥାରେ ବିଧବାମାନେ ସ୍ୱଇଛାରେ ବା ପରିବାରର ପ୍ରରୋଚନାରେ ନିଜକୁ ଚିତାରେ ବିସର୍ଜନ କରୁଥିଲେ ।ପଶ୍ଚିମ ଦେଶମାନଙ୍କରେ ଆଗେ ଆତ୍ମହତ୍ୟା ଚେଷ୍ଟା ଦଣ୍ଡନୀୟ ଅପରାଧ ଥିଲା କିନ୍ତୁ ଏବେ ଅଧିକାଂଶ ଦେଶରେ ତାହା ନାହିଁ ।.
ଭୀମରାଓ ରାମଜୀ ଆମ୍ବେଦକର (୧୪ ଏପ୍ରିଲ ୧୮୯୧ - ୬ ଡିସେମ୍ବର ୧୯୫୬) ଜଣେ ଭାରତୀୟ ଆଇନଜୀବୀ, ଅର୍ଥନୀତିଜ୍ଞ, ସମାଜ ସଂସ୍କାରକ ଏବଂ ରାଜନୈତିକ ନେତା ଥିଲେ ଯିଏ ସମ୍ବିଧାନ ସଭା ବିତର୍କରୁ ଭାରତର ସମ୍ବିଧାନ ପ୍ରସ୍ତୁତ କରୁଥିବା କମିଟିର ନେତୃତ୍ୱ ନେଇଥିଲେ, ଜବାହରଲାଲ ନେହେରୁଙ୍କ ପ୍ରଥମ କ୍ୟାବିନେଟରେ ଆଇନ ଏବଂ ନ୍ୟାୟ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ହିନ୍ଦୁ ଧର୍ମ ତ୍ୟାଗ କରିବା ପରେ ଦଳିତ ବୌଦ୍ଧ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ ।
ଷ୍ଟିଫେନ ରବର୍ଟ ଇରୱିନ (୨୨ ଫେବୃଆରୀ ୧୯୬୨-୪ ସେପ୍ଟେମ୍ବର ୨୦୦୬), ଜଣେ ଅଷ୍ଟ୍ରେଲୀୟ ଚିଡିଆଘର ସଂଚାଳକ ତଥା ଟେଲିଭିଜନରେ କାର୍ଯ୍ୟକରୁଥିବା ବ୍ୟକ୍ତିତ୍ୱ ଭାବେ ଜଣାଶୁଣା । ଏହାଛଡା ସେ ଷ୍ଟୀଭ ଇରୱିନ ବା ଦ କ୍ରୋକଡାଇଲ ହଣ୍ଟର ନାମରେ ମଧ୍ୟ ପରିଚିତ । ଅନ୍ତରାଷ୍ଟ୍ରୀୟ ସ୍ତରରେ ବନ୍ୟଜୀବଙ୍କ ଉପରେ ନିର୍ମିତ ଏକ ଟେଲି ବୃତ୍ତଚିତ୍ର "ଦ କ୍ରୋକଡାଇଲ ହଣ୍ଟର"ରେ (୧୯୯୬-୨୦୦୭) ତାଙ୍କରି ଆକର୍ଷଣୀୟ କାରନାମା ଯୋଗୁଁ ସେ ପ୍ରସିଦ୍ଧି ହାସଲ କରିଥିଲେ । ଏହି ଟେଲି ବୃତ୍ତଚିତ୍ରରେ ସେ ନିଜ ପତ୍ନୀ ଟେରୀଙ୍କ ସହ କାର୍ଯ୍ୟ କରିଥିଲେ । ସେ ଏବଂ ତାଙ୍କ ପତ୍ନୀ ଟେରୀଙ୍କ ଜୋଡି ସେତେବେଳେ ଅନେକ ଲୋକ ପ୍ରିୟ ବିଦେଶୀ ଟେଲି ଶୃଙ୍ଖଳା ଯଥା; କ୍ରୋକ ଫାଇଲସ (୧୯୯୯-୨୦୦୧), ଦ କ୍ରୋକୋଡାଇଲ ହଣ୍ତର ଡାଏରିଜ (୨୦୦୨-୨୦୦୬), ଓ ନିୟୁ ବ୍ରୀଡ ବେଟସ(2005)ରେ ମିଳିତ ଭାବେ କାର୍ଯ୍ୟ କରିଛନ୍ତି । ବ୍ରିସବେନର ରାଜଧାନୀ କୁଇନସଲ୍ୟାଣ୍ଡର ଉତ୍ତରରେ ପ୍ରାୟ ୨୬୦୦୦୦ ଫୁଟ ଉଚ୍ଚରେ ବୀରବାହରେ ଅବସ୍ଥିତ ଚିଡିଆଘରର ସଂଚାଳକ ଭାବେ କାର୍ଯ୍ୟ କରିଛନ୍ତି ।
ଫାଲଗୁନ କୃଷ୍ଣ ଏକାଦଶୀକୁ ପଙ୍କୋଦ୍ଧାର ଏକାଦଶୀ ବା ବିଜୟା ଏକାଦଶୀ କୁହାଯାଏ । ଏହି ବିଜୟା ଏକାଦଶୀ ବ୍ରତ କଲେ ମଣିଷ ଶତ୍ରୁକୁ ବିଜୟ କରିପାରେ । ପୁରାଣ କଥା ଅନୁଯାୟୀ ସୀତା ହରଣ ବେଳେ ରାମଚନ୍ଦ୍ର ବାନର ସେନା ସହ ସମୁଦ୍ରର ଉତ୍ତର ତୀରରେ ପହଞ୍ଚି ରାବଣ ପରି ବଳବାନ ଶତ୍ରୁ ଓ ସାଗରର ଗମ୍ଭୀରତା ନେଇ ଚିନ୍ତିତ ହୋଇପଡ଼ିଥିଲେ । ସମୁଦ୍ରକୁ କିପରି ପାରହେବେ ସେଥିଲାଗି ଉପାୟ ଖୋଜିବା ବେଳେ ଜଣେ ମୁନିଙ୍କ ପରାମର୍ଶରେ ଏହି ବିଜୟା ଏକାଦଶୀ ବ୍ରତ ପାଳନ କଲେ । ବ୍ରତର ପ୍ରଭାବରେ ସେ ସମୁଦ୍ର ପାର ହୋଇ ରାବଣ ବଧ କରିଥିବାର ବିଶ୍ୱାସ ରହିଛି ।