ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଏକ ଇଣ୍ଡୋ-ଆର୍ଯ୍ୟ ଭାରତୀୟ ଭାଷା । ଏହା ଭାରତର ଓଡ଼ିଶାରେ ସର୍ବାଧିକ ବ୍ୟବହୃତ ଓ ମୁଖ୍ୟ ସ୍ଥାନୀୟ ଭାଷା ଏବଂ ୯୧.୮୫% ଲୋକଙ୍କଦ୍ୱାରା କଥିତ । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୪) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
{{Use British English|date=November 2011}} ଶ୍ରୀନିବାସ ରାମାନୁଜନ (pronunciation ) (୨୨ ଡିସେମ୍ବର ୧୮୮୭ – ୨୬ ଅପ୍ରେଲ ୧୯୨୦) ହେଉଛନ୍ତି ଜଣେ ଭାରତୀୟ ଗଣିତଜ୍ଞ ଯିଏ କୌଣସି ବିଧିବଦ୍ଧ ପ୍ରଶିକ୍ଷଣ ବିନା ଗଣିତ କ୍ଷେତ୍ରରେ ନିଜର ଦୁର୍ମୂଲ୍ୟ ଅବଦାନ ପାଇଁ ପ୍ରସିଦ୍ଧ । ନିଜର କ୍ଷୁଦ୍ର ଜୀବନକାଳରେ ସେ ସ୍ୱତନ୍ତ୍ର ଭାବରେ ପାଖାପାଖି ୩୯୦୦ ଉପପାଦ୍ୟ ରଚନା କରିଥିଲେ। ଗଣିତଜ୍ଞମାନଙ୍କର ସମ୍ପ୍ରଦାୟ, ଯାହା ମୁଖ୍ୟତଃ ସେ ସମୟରେ ଇଉରୋପ ମହାଦେଶରେ କେନ୍ଦ୍ରିତଥିଲେ, ସେମାନଙ୍କଠାରୁ ଦୂରରେ ରହି ସେ ନିଜର ଗାଣିତିକ ଅନୁସନ୍ଧାନ ବ୍ୟକ୍ତିଗତ ଭାବରେ ଭାରତରେ ରହି ଚଳାଇଥିଲେ । ତାଙ୍କ ପ୍ରଣିତ ସମସ୍ତ ଉପପାଦ୍ୟ ଭିତରୁ ଅଧିକାଂଶ ଠିକ୍ ପ୍ରମାଣିତ ହୋଇଛି ଏବଂ ଅଳ୍ପକିଛି ଭୁଲ ବୋଲି ଜଣା ପଡ଼ିଛି ଓ ପୂର୍ବରୁ ଆବିସ୍କୃତ ହୋଇସାରିଥିବା କେତେକ ଉପପାଦ୍ୟକୁ ସେ ପୁନଃ ଉତ୍ଥାପିତ କରିଛନ୍ତି। ଇଂରାଜୀ ଗଣିତଜ୍ଞ ଜି.ଏଚ୍. ହାର୍ଡି ତାଙ୍କୁ ଏକ ବିରଳ ପ୍ରତିଭା ଭାବରେ କହିଥିଲେ। ସେ ୩୨ ବର୍ଷ ବୟସରେ ଦେହତ୍ୟାଗ କରିଥିଲେ । ଯେଉମାନେ ଅଙ୍କ କଷିକଷି ଗଣିତଜ୍ଞ ହୋଇଛନ୍ତି ସେମାନଙ୍କୁ 'ଫର୍ମ।ଲିଷ୍ଟ' (Formalist) କୁହାଯାଏ। ଏହି ପ୍ରଖର ଗଣିତଜ୍ଞଙ୍କ ସଂଖ୍ୟା ବହୁଳ। ସେମାନଙ୍କ ମଧ୍ୟରେ ଅଛନ୍ତି ସୁପ୍ରସିଦ୍ଧ ଗଣିତଜ୍ଞ କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟ ଟ୍ରିନିଟି କଲେଜର ପ୍ରଫେସର ଜି.ଏଚ୍. ହାର୍ଡ଼ି। ଗଣିତରେ ଦିବ୍ୟଦୃଷ୍ଟି ଲାଭ କରିଥିବା ରାମାନୁଜଙ୍କ ସହିତ କ୍ୟାମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଗଣିତ କଷୁଥିବା ପ୍ରଫେସର ହାର୍ଡିଙ୍କର ସାକ୍ଷାତ ହେବା ପରେ, ଗଣିତ ଜଗତରେ ଏକ ବିପ୍ଳବର ସୂତ୍ରପାତ ହୋଇଥିଲା। ”ଗୁଣ ଚିହ୍ନେ ଗୁଣିଆ"ପରି ରାମାନୁଜଙ୍କ ଗୁଣକୁ ହାର୍ଡି ହିଁ ଚିହ୍ନିପାରିଥିଲେ। ପ୍ରତିଦିନ ରାମାନୁଜନ୍ ପ୍ରାୟ ଅଧାଡଜନ୍ ନୂଆନୂଆ ଉପପାଦ୍ୟ ସୃଷ୍ଟିକରି ହାର୍ଡିଙ୍କୁ ଦେଖାନ୍ତି। ଏହି ଉପପାଦ୍ୟମାନଙ୍କର ”ପ୍ରମାଣ" ସମ୍ବନ୍ଧରେ ହାର୍ଡି ଜିଜ୍ଞାସା କରନ୍ତି। ରାମାନୁଜଙ୍କର ଉତ୍ତର - ପ୍ରମାଣ ଆଉ କ'ଣ ?
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ସୁବର୍ଣ୍ଣପୁର ଜିଲ୍ଲା ବା ସୋନପୁର ଜିଲ୍ଲା ଓଡ଼ିଶାର ଏକ ପ୍ରଶାସନିକ ଜିଲ୍ଲା । ସୁବର୍ଣ୍ଣପୁର ସହର ଏହି ଜିଲ୍ଲାର ପ୍ରଶାସନିକ ମୁଖ୍ୟାଳୟ । ସୁବର୍ଣ୍ଣପୁର ଜିଲ୍ଲା ୧୯୯୩ ମସିହା ଏପ୍ରିଲ ୧ ତାରିଖରେ ଗଠନ ହେଇଥିଲା । ତା ପୂର୍ବରୁ ବଲାଙ୍ଗିର ଜିଲ୍ଲାରେ ମିଶିକି ଥିଲା । ଏହି ଜିଲ୍ଲାକୁ ସୋନପୁର ଜିଲ୍ଲା ମଧ୍ୟ କୁହାଯାଏ । ଏହି ଜିଲ୍ଲାର ଉତ୍ତରରେ ସମ୍ବଲପୁର ଜିଲ୍ଲା ଅବସ୍ଥିତ ଏବଂ ଦକ୍ଷିଣ ଓ ଦକ୍ଷିଣ-ପୂର୍ବରେ ବୌଦ୍ଧ ଜିଲ୍ଲା ଅବସ୍ଥିତ ଏବଂ ପଂଶ୍ଚିମରେ ବଲାଙ୍ଗିର ଜିଲ୍ଲା ଅବସ୍ଥିତ । ସୋମବଂଶୀ ରାଜାମାନଙ୍କ ଶାସନ କାଳରୁ "ସୁବର୍ଣ୍ଣପୁର" ନାମଟି ଆସିଥିବା ବିଶ୍ୱାସ କରାଯାଏ । ସୋନପୁର ଏହାର ସାଂସ୍କୃତିକ ବିଭବ, କଳା, ସୋନପୁରର ତନ୍ତବୁଣା ଲୁଗା, କାରିଗରୀ, ହାତତିଆରି କଳାକୃତି, ପିତଳ ଓ ଟେରାକୋଟା କାମ ଓ ତରଭାର ଫିଲିଗିରି କାମ, ଉଲୁଣ୍ଡାର ପଥର ଖୋଦେଇ ଓ ଡୁଙ୍ଗୁରିପାଲିର ଧାନରେ ତିଆରି ହାତକାମ ପାଇଁ ପ୍ରସିଦ୍ଧ ।
ଚନ୍ଦନଯାତ୍ରା ଶ୍ରୀମନ୍ଦିରରେ ସବୁଠୁ ଅଧିକ ଦିନ ଧରି ପାଳିତ ହେଉଥିବା ଏକ ପର୍ବ । ଏହା ବୈଶାଖ ଶୁକ୍ଳ ତୃତୀୟା (ଅକ୍ଷୟ ତୃତୀୟା)ଠାରୁ ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ (ସ୍ନାନପୂର୍ଣ୍ଣିମାର ପୂର୍ବଦିନ) ପର୍ଯ୍ୟନ୍ତ ମୋଟ ୪୨ ଦିନ ଧରି ଅନୁଷ୍ଠିତ ହୋଇଥାଏ । ଏହା ଅକ୍ଷୟ ତୃତୀୟାଠାରୁ ଜ୍ୟେଷ୍ଠ କୃଷ୍ଣ ଅଷ୍ଟମୀ ପର୍ଯ୍ୟନ୍ତ ୨୧ଦିନ ନରେନ୍ଦ୍ର ପୁଷ୍କରଣୀରେ ବାହାର ଚନ୍ଦନଯାତ୍ରା ରୂପେ ଓ ପରବର୍ତ୍ତୀ ୨୧ଦିନ (ଜ୍ୟୈଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ) ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭିତର ଚନ୍ଦନ ରୂପେ ପାଳିତ ହୋଇଥାଏ ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଅସ୍ଥି ଭଗ୍ନ ଶବ୍ଦଟିକୁ କଥିତ ଓଡ଼ିଆରେ ହାଡ ଭଙ୍ଗା କୁହାଯାଏ । ଡାକ୍ତରୀ ଭାଷାରେ ଏହାକୁ ଫ୍ରାକ୍ଚର୍ କହନ୍ତି, ଓ ଡାକ୍ତରମାନେ ଏହାକୁ ସଂକ୍ଷେପାରେ FRX କିମ୍ବା FX କିମ୍ବା FX କିମ୍ବା # ଚିହ୍ନ ଦେଇ ଲେଖନ୍ତି । ସଂଜ୍ଞା: - ଅସ୍ଥିର ଅବିଚ୍ଛିନ୍ନତା ଭଗ୍ନ ହେଲେ ଅସ୍ଥି ଭଗ୍ନ କୁହାଯାଏ । ଅତ୍ୟଧିକ ବଳ ପ୍ରୟୋଗ, ପୁନଃ ପୌନିକ ସ୍ୱଳ୍ପ ବଳ ପ୍ରୟୋଗ (Stress) ବା ରୋଗଗ୍ରସ୍ତ ଦୁର୍ବଳ ହାଡ଼ ଉପରେ ସାମାନ୍ୟ ବଳ ପ୍ରୟୋଗଦ୍ୱାରା ଅସ୍ଥି ଭଗ୍ନ ହୁଏ । କେତେକ ରୋଗ ଯଥା ହାଡ଼ ପୋରିଆ(Osteoporosis), ସ୍ୱଳ୍ପ କେତେକ ପ୍ରକାରର ଅସ୍ଥି କର୍କଟ, ଓଷ୍ଟିଓଜେନେସିସ୍ ଇମ୍ପରଫେକ୍ଟା (Osteogenesis Imperfecta) ଓ ଏହିଭଳି ଅନେକ ରୋଗରେ ଅସ୍ଥି ଦୁର୍ବଳ ହୋଇ ଅତି ସାମାନ୍ୟ ବଳ ପ୍ରୟୋଗଦ୍ୱାରା ଭାଙ୍ଗିଯିବାରୁ ଏହାକୁ ନିଦାନ ଜନିତ ଅସ୍ଥି ଭଗ୍ନ (Pathological Fracture) ନାମ ଦିଆଯାଏ ।
ଆର୍ଯ୍ୟଭଟ୍ଟ (ସନ ୪୭୬– ସନ ୫୫୦) ହେଉଛନ୍ତି ଜଣେ ମହାନ ଭାରତୀୟ ଗଣିତଜ୍ଞ ଓ ଖଗୋଳ ବିଜ୍ଞାନୀ । ଆର୍ଯ୍ୟଭଟୀୟ(ତାଙ୍କୁ ମାତ୍ର ୨୩ ବର୍ଷ ବୟସ ହୋଇଥିବା ବେଳେ ସନ ୪୯୯ରେ ରଚିତ) ଓ ଆର୍ଯ୍ୟ-ସିଦ୍ଧାନ୍ତ ହେଉଛି ତାଙ୍କର ମହାନ କୃତି । ସେ ମୁଖ୍ୟତଃ ଗଣିତ ଓ ଖଗୋଳ ବିଜ୍ଞାନ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଥିଲେ; ଯାହା ମଧ୍ୟରେ "ପାଇ"ର ଆସନ୍ନ ମାନ ନିରୂପଣ ଅନ୍ୟତମ।
'ଗୋଆ' ଭାରତର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ ଏକ ରାଜ୍ୟ । କ୍ଷେତ୍ରଫଳ ହିସାବରେ ଏହା ଭାରତର କ୍ଷୁଦ୍ରତମ ତଥା ଜନସଂଖ୍ୟା ହିସାବରେ ଏହା ଭାରତର ଚତୁର୍ଥ କ୍ଷୁଦ୍ର ରାଜ୍ୟ । ଆରବ ସାଗର କୁଳରେ ଥିବା ଏହି ରାଜ୍ୟକୁ ଉତ୍ତରଦିଗରେ ମହାରାଷ୍ଟ୍ର, ପୂର୍ବ ଓ ଦକ୍ଷିଣ ଦିଗରେ କର୍ଣ୍ଣାଟକ ଘେରି ରହିଛି । ଗୋଆ ଭାରତର ସବୁଠାରୁ ଧନୀ ରାଜ୍ୟ । ସମସ୍ତ ଭାରତୀୟ ରାଜ୍ୟ ମଧ୍ୟରେ ଗୋଆ ମୁଣ୍ଡପିଛା ସର୍ବାଧିକ ଜିଡିପି ରହିଛି । ଏହାର ମୋଟ ଘରୋଇ ଉତ୍ପାଦ (ଜି. ଡ଼ି. ପି.) ଦେଶର ଜି.
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଓଡ଼ିଶା ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜ ଭାରତର ଏକ କେନ୍ଦ୍ରଶାସିତ ଅଞ୍ଚଳ ଅଟେ । ଏହା ଅଧୀନରେ ୮୩୬ଟି ଦ୍ୱୀପ ରହିଛି, ଯାହାର ୩୮ ଦ୍ୱୀପରେ ଜନବସତି ସ୍ଥାପନ ହୋଇଛି । ଏହି ଦ୍ୱୀପପୁଞ୍ଜ ଆଣ୍ଡାମାନ ସାଗର ଓ ବଙ୍ଗୋପସାଗରର ମିଳନ ସ୍ଥଳରେ ଅବସ୍ଥିତ । ଏହି ରାଜ୍ଯକ୍ଷେତ୍ରଟି ଇଣ୍ଡୋନେସିଆର ଆକେଃଠାରୁ ପ୍ରାୟ ୧୫୦ କି.ମି. ଦୂରରେ ଅବସ୍ଥିତ । ଏହା ଶ୍ୟାମଦେଶ ଓ ବ୍ରହ୍ମଦେଶଠାରୁ ଆଣ୍ଡାମାନ ସାଗର ଦ୍ୱାରା ପୃଥକ୍ ହୋଇଛି । ଏଥିରେ ଦୁଇଟି ଦ୍ୱୀପଗୋଷ୍ଠୀ ରହିଛି; (ଆଂଶିକ) ଆଣ୍ଡାମାନ ଦ୍ୱୀପପୁଞ୍ଜ ଓ ନିକୋବର ଦ୍ୱୀପପୁଞ୍ଜ, ଯାହା ପରସ୍ପରଠାରୁ ୧୫୦ କି.ମି. ଚଉଡାର ଦଶ ଡିଗ୍ରୀ ପ୍ରଣାଳୀଦ୍ୱାରା ପୃଥକ୍ ହୋଇଛନ୍ତି (ଏହି ପ୍ରଣାଳୀଟି ୧୦°ଉ.
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଏକ୍ସୱାଇୱାଇୱାଇ ସିଣ୍ଡ୍ରୋମ (ଇଂରାଜୀ ଭାଷାରେ XYYY syndrome), ଯାହା ୪୮,ଏକ୍ସୱାଇୱାଇୱାଇ ଭାବରେ ମଧ୍ୟ ଜଣାଶୁଣା, ହେଉଛି ଏକ କ୍ରୋମୋଜୋମାଲ୍ ବ୍ୟାଧି ଯେଉଁଥିରେ ଜଣେ ପୁରୁଷଙ୍କର ଦୁଇଟି ଅତିରିକ୍ତ ୱାଇ କ୍ରୋମୋଜୋମ୍ ଥାଏ । ଏହାର ଲକ୍ଷଣ ମଧ୍ୟରେ ସାମାନ୍ୟ ବୌଦ୍ଧିକ ଅକ୍ଷମତା, ଅନିୟମିତ ଦାନ୍ତ ଗଠନ, ଅନୁର୍ବରତା, ରେଡିଓଅଲନାର ସିନୋଷ୍ଟୋସିସ୍ ଏବଂ ଶରୀର ଉଚ୍ଚ ହୋଇପାରେ ।
କବି ଲଙ୍ଗଷ୍ଟକଭାରତୀୟ ରାଜ୍ୟ ସିକ୍କିମର ଉତ୍ତରାଞ୍ଚଳରେ ଥିବା ଏକ ସହର । ଏହା ରାଜଧାନୀ ଗାଙ୍ଗଟକଠାରୁ ମାତ୍ର 7 କିଲୋମିଟର ଦୂରରେ ଅବସ୍ଥିତ । ଏଠାରେ ବହୁ ଦିନର ଶତ୍ରୁତା ପରେ ଲେପଚା ସଂଗଠନ ମୁଖ୍ୟ ଟୁକୁଙ୍ଗ ଟେକ ଓ ଭୁଟିଆ ଜନଜାତି ସଂଗଠନର ମୁଖ୍ୟ ଖେ ବାମ ସାରଙ୍କ ମଧ୍ୟରେ ବନ୍ଧୁତା ଚୁକ୍ତି ହେଇଥିଲା । ସେହି ସ୍ଥାନରେ ଏକ ପ୍ରସ୍ତର ସ୍ତମ୍ଭ ନିର୍ମାଣ କରାଯାଇଛି । ଏହି ସହରରେ ଏକ ବୌଦ୍ଧ ଉପାସନା କେନ୍ଦ୍ର ମଧ୍ୟ ରହିଛି ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ଏତଦ ଭିନ୍ନ ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜ ଲେଖନୀ ଚାଳନା କରିଥିଲେ । ସେ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଓ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ସହ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ଓଡ଼ିଶା ଭାରତର ଅନ୍ୟତମ ରାଜ୍ୟ ଓ ଭିନ୍ନ ଭିନ୍ନ ସମୟରେ ଏହି ଅଞ୍ଚଳ ଓ ଏହାର ପ୍ରାନ୍ତ ସବୁ ଭିନ୍ନ ଭିନ୍ନ ନାମରେ ଜଣାଥିଲା। ଏହାର ସୀମାରେଖା ମଧ୍ୟ ଅନେକ ସମୟରେ ପରିବର୍ତ୍ତିତ ହୋଇଛି । ଓଡ଼ିଶାର ମାନବ ଇତିହାସ ପୁରାତନ ପ୍ରସ୍ଥର ଯୁଗରୁ ଆରମ୍ଭ ହୋଇଥିବାର ପ୍ରମାଣ ମିଳେ । ଏଠାରେ ଅନେକ ସ୍ଥାନରୁ ଏହି ଯୁଗର ହାତ ହତିଆର ମିଳିଛି। ମାତ୍ର ପରବର୍ତ୍ତୀ ସମୟ ବିଶେଷ କରି ପ୍ରାଚୀନଯୁଗ ସମୟର ଘଟଣାବଳୀ ରହସ୍ୟମୟ । କେବଳ ମହାଭାରତ, କେତେକ ପୁରାଣ ଓ ମହା ଗୋବିନ୍ଦ ସୁତ୍ତ ପ୍ରଭୁତି ଗ୍ରନ୍ଥମାନଙ୍କରେ ଏହାର ଉଲ୍ଲେଖ ଦେଖିବାକୁ ମିଳେ । ଖ୍ରୀ.ପୂ. ୨୬୧ରେ ମୌର୍ଯ୍ୟ ବଂଶର ସମ୍ରାଟ ଅଶୋକ ଭୁବନେଶ୍ୱର ନିକଟସ୍ଥ ଦୟା ନଦୀ କୂଳରେ ଭୟଙ୍କର କଳିଙ୍ଗ ଯୁଦ୍ଧରେ ସେପର୍ଯ୍ୟନ୍ତ ଅପରାଜିତ ଥିବା କଳିଙ୍ଗକୁ ଦଖଲ କରିଥିଲେ । ଏହି ଯୁଦ୍ଧର ଭୟାଭୟତା ତାଙ୍କୁ ଏତେ ପରିମାଣରେ ପ୍ରଭାବିତ କରିଥିଲା ଯେ, ସେ ଯୁଦ୍ଧ ତ୍ୟାଗ କରି ଅହିଂସାର ପଥିକ ହୋଇଥିଲେ । ଏହି ଘଟଣା ପରେ ସେ ଭାରତ ବାହାରେ ବୌଦ୍ଧଧର୍ମର ପ୍ରଚାର ପ୍ରସାର ନିମନ୍ତେ ପଦକ୍ଷେପ ନେଇଥିଲେ । ପ୍ରାଚୀନ ଓଡ଼ିଶାର ଦକ୍ଷିଣ-ପୁର୍ବ ଏସିଆର ଦେଶ ମାନଙ୍କ ସହିତ ନୌବାଣିଜ୍ୟ ସମ୍ପର୍କ ରହିଥିଲା । ସିଂହଳର ପ୍ରାଚୀନ ଗ୍ରନ୍ଥ ମହାବଂଶରୁ ଜଣାଯାଏ ସେଠାର ପୁରାତନ ଅଧିବାସୀ ପ୍ରାଚୀନ କଳିଙ୍ଗରୁ ଯାଇଥିଲେ । ଦୀର୍ଘ ବର୍ଷ ଧରି ସ୍ୱାଧୀନ ରହିବାପରେ, ଖ୍ରୀ.ଅ.
ଭାରତୀୟ ଜନତା ପାର୍ଟି (ବିଜେପି) ଭାରତର ଶାସକ ରାଜନୈତିକ ଦଳ । ଏହା ଭାରତୀୟ ଜାତୀୟ କଂଗ୍ରେସ ସହିତ ଭାରତର ଦୁଇଟି ପ୍ରମୁଖ ରାଜନୈତିକ ଦଳ ମଧ୍ୟରୁ ଅନ୍ୟତମ । ୨୦୧୯ ସୁଦ୍ଧା ଏହା ଜାତୀୟ ସଂସଦ ତଥା ରାଜ୍ୟସଭାରେ ପ୍ରତିନିଧିତ୍ୱ ଦୃଷ୍ଟିରୁ ଦେଶର ସର୍ବବୃହତ ରାଜନୈତିକ ଦଳ ଏବଂ ପ୍ରାଥମିକ ସଦସ୍ୟତା ଦୃଷ୍ଟିରୁ ଏହା ବିଶ୍ୱର ସର୍ବବୃହତ ଦଳ । ବିଜେପି ଏକ ଦକ୍ଷିଣପନ୍ଥୀ ଦଳ ଏବଂ ଏହାର ନୀତି ଐତିହାସିକ ଭାବରେ ହିନ୍ଦୁ ଜାତୀୟତାବାଦୀ ସ୍ଥିତିକୁ ପ୍ରତିଫଳିତ କରିଛି । ଏହାଠାରୁ ବେଶୀ ପୁରୁଣା ରାଷ୍ଟ୍ରୀୟ ସ୍ୱୟଂସେବକ ସଂଗଠନ (ଆରଏସଏସ) ସହିତ ଏହାର ଘନିଷ୍ଠ ଆଦର୍ଶ ଏବଂ ସାଂଗଠନିକ ସମ୍ବନ୍ଧ ରହିଛି ।
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ଶ୍ରେୟା ଘୋଷାଲ (ଜନ୍ମ ୧୨ ମାର୍ଚ ୧୯୮୪) ଜଣେ ଭାରତୀୟ ଗାୟିକା । ସେ ଅନେକ ଅସିମୀୟା, ଓଡ଼ିଆ, ବଙ୍ଗଳା, କନ୍ନଡ, ମାଲୟାଲମ, ମରାଠୀ, ପଞ୍ଜାବୀ, ତାମିଲ,ତେଲଗୁ ଭାଷା ପାଇଁ କଣ୍ଠଦାନ କରିଛନ୍ତି । ସେ ମଧ୍ୟ ଅନେକ ପପ ଆଲବମରେ କଣ୍ଠଦାନ କରିଛନ୍ତି । ଶ୍ରେୟା ସାରେ ଗା ମା ପା ପ୍ରତିଯୋଗିତା ପରେ ହିନ୍ଦୀ ଚଳଚ୍ଚିତ୍ରଦେବଦାସରୁ ତାଙ୍କ କ୍ୟାରିୟର ଆରମ୍ଭ ହେଲା, ଯାହାପାଇଁ ସେ ଫିଲ୍ମଫେୟାର ଆବାଡ ଶ୍ରେଷ୍ଠ ନାରୀ ପ୍ରଚ୍ଛଦପଟ ଗାୟକ ପାଇଁ ଫିଲ୍ମଫେୟାର ପୁରସ୍କାର ଓ ନୂଆ ସଙ୍ଗୀତ ପ୍ରତିଭା ପାଇଁ ଆର.ଡ଼ି.
ରଘୁନାଥ ପାଣିଗ୍ରାହୀ (୧୯୩୪-୨୦୧୩) ଆଧୁନିକ ଯୁଗର ଜଣେ ଓଡ଼ିଶୀ କଣ୍ଠଶିଳ୍ପୀ । ସେ ରାୟଗଡ଼ା ଜିଲ୍ଲାର ଗୁଣପୁର ସହରରେ ୧୯୩୪ ମସିହା ଅଗଷ୍ଟ ୧୦ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ସ୍ୱାଧୀନତା ସଂଗ୍ରାମୀ ପିତା ପଣ୍ଡିତ ନୀଳମଣି ପାଣିଗ୍ରାହୀଙ୍କଠାରୁ ସେ ୫ବର୍ଷ ବୟସରେ ସଂଗୀତ ଶିକ୍ଷା ଆରମ୍ଭ କରିଥିଲେ । ୧୯୪୧ରୁ ୧୯୪୮ ମସିହା ପର୍ଯ୍ୟନ୍ତ ପଣ୍ଡିତ ବିଶ୍ୱନାଥ ଦାସ ଏବଂ ପଣ୍ଡିତ ନରସିଂହ ନନ୍ଦଙ୍କଠାରୁ ପାରମ୍ପରିକ ଓଡ଼ିଶୀ ସଙ୍ଗୀତ ଶିକ୍ଷା କରିଥିଲେ । ପରେ ସଂଗୀତଜ୍ଞ ମଦୁ ପାପ୍ପା ରାଓଙ୍କଠାରୁ କର୍ଣ୍ଣାଟକୀ ସଂଗୀତ ଶିକ୍ଷା ଲାଭ କରିଥିଲେ । ଶେଷରେ ମାଡ୍ରାସରେ ପଣ୍ଡିତ ଡି. ଭି.
ଆଜାଦ କାଶ୍ମୀର (ଉର୍ଦ୍ଦୁ: آزاد جموں و کشمیر) ଆନୁଷ୍ଠାନିକ ଭାବରେ ଆଜାଦ ଜାମୁ ଓ କାଶ୍ମୀର ରାଜ୍ୟ ନାମରେ ମାନ୍ୟତା ପ୍ରାପ୍ତ ହେଲେ ମଧ୍ୟ ଏହା କେବଳ ଆଜାଦ କାଶ୍ମୀର ଭାବରେ ଜଣାଶୁଣା । କାଶ୍ମୀର ଅଞ୍ଚଳର ପଶ୍ଚିମ ଭାଗରେ ଅବସ୍ଥିତ ଏହି ଅଞ୍ଚଳ ଏକ ସ୍ୱୟଂ ଶାସକ ସଂସ୍ଥା ଭାବରେ ପାକିସ୍ତାନଦ୍ୱାରା ପରିଚାଳିତ । ୧୯୪୭ ପରଠାରୁ ଭାରତ ଏବଂ ପାକିସ୍ତନ ମଧ୍ୟରେ ଏହି ଅଞ୍ଚଳ ଏକ ବିବାଦର ବିଷୟ ହୋଇଆସିଛି । ଆଜାଦ୍ କାଶ୍ମୀର, ଭାରତୀୟ ଉପମହାଦେଶର ଉତ୍ତର-ପଶ୍ଚିମ ଭାଗରେ କାଶ୍ମୀର ଅଞ୍ଚଳର ପାକିସ୍ତାନୀଦ୍ୱାରା ପରିଚାଳିତ ଅଞ୍ଚଳ । ଆଜାଦ (“ମୁକ୍ତ”) କାଶ୍ମୀର, ୧୯୪୭ ମସିହାରେ ଭାରତ ବିଭାଜନ ପରେ ସୃଷ୍ଟି ହୋଇଥିଲା । ଏହା ଏକ ପ୍ରଦେଶ କିମ୍ବା ପାକିସ୍ତାନର ଶାସନାଧୀନ ନୁହେଁ, ତେବେ ଏହାର ଏକ ତଥାକଥିତ ସରକାର ଅଛି ଯାହାକୁ ପାକିସ୍ତାନ “ସ୍ୱାଧୀନ” ଭାବରେ ମାନ୍ୟତା ଦିଏ । ବାସ୍ତବରେ ଏହା ଆର୍ଥିକ ଏବଂ ପ୍ରଶାସନିକ ଭାବେ ପାକିସ୍ତାନ ସହିତ ସଂଯୁକ୍ତ | ତେବେ ଜାମୁ କାଶ୍ମୀରକୁ ଭାରତର ଅଭିନ୍ନ ଅଙ୍ଗ ଭାବେ ଭାରତ ସରକାର ଭାରତ ବିଭାଜନ ସମୟରୁ ହିଁ ସ୍ପଷ୍ଟ କରିଅଛନ୍ତି ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଭୀମରାଓ ରାମଜୀ ଆମ୍ବେଦକର (୧୪ ଏପ୍ରିଲ ୧୮୯୧ - ୬ ଡିସେମ୍ବର ୧୯୫୬) ଜଣେ ଭାରତୀୟ ଆଇନଜୀବୀ, ଅର୍ଥନୀତିଜ୍ଞ, ସମାଜ ସଂସ୍କାରକ ଏବଂ ରାଜନୈତିକ ନେତା ଥିଲେ ଯିଏ ସମ୍ବିଧାନ ସଭା ବିତର୍କରୁ ଭାରତର ସମ୍ବିଧାନ ପ୍ରସ୍ତୁତ କରୁଥିବା କମିଟିର ନେତୃତ୍ୱ ନେଇଥିଲେ, ଜବାହରଲାଲ ନେହେରୁଙ୍କ ପ୍ରଥମ କ୍ୟାବିନେଟରେ ଆଇନ ଏବଂ ନ୍ୟାୟ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ହିନ୍ଦୁ ଧର୍ମ ତ୍ୟାଗ କରିବା ପରେ ଦଳିତ ବୌଦ୍ଧ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ଶିବ ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂଖ୍ୟ ୩୨ ବେଶ ମଧ୍ୟରୁ ପ୍ରତିବର୍ଷ ୩୦ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅନେକ ବର୍ଷ ଧରି ରଘୁନାଥ ବେଶ ଆଉହୋଇନଥିଲା ବେଳେ ୨୦୨୧ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ଶିବ, ରାମ-କୃଷ୍ଣାଦି ରୂପ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଦ୍ଧ ଓ ହରିହର ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୩୨ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା: - ସୁନାବେଶ ପାଞ୍ଚଥର ଓ ଶ୍ରାଦ୍ଧ ବେଶ ତିନିଦିନ, ଝୁଲଣ ସନ୍ଧ୍ୟା ବେଶ ସାତଦିନ, ଚନ୍ଦନଲାଗି ବେଶ ବୟାଳିଶ ଦିନ, ରାଧାଦାମୋଦର ବେଶ ଏକମାସ ଏବଂ ତିନୋଟି ବେଶ ପ୍ରତ୍ୟହ ସଂପନ୍ନ ହୋଇଥାଏ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।
ପ୍ରତିଭା ଶତପଥୀ (ଜନ୍ମ: ୧୮ ଜାନୁଆରୀ ୧୯୪୫) ଜଣେ ଓଡ଼ିଆ କବି । ପ୍ରତିଭା କଟକ ଜିଲ୍ଲାର ସତ୍ୟଭାମାପୁରଠାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ଜୀବନର ପ୍ରଥମ ପାଞ୍ଚ ବର୍ଷ କୋରାପୁଟରେ ବିତିଥିଲା । ସେ ଭଲ ବିଦ୍ୟାଳୟରୁ ପାଠ ପଢ଼ିବା ପାଇଁ, ତାଙ୍କ ପରିବାର ସତ୍ୟଭାମାପୁରକୁ ଚାଲିଆସିଥିଲେ । ପିଲାବେଳେ ସେ ଓଡ଼ିଶୀ ନୃତ୍ୟ ଶିକ୍ଷା କରିଥିଲେ । ରେଭେନ୍ସା ମହାବିଦ୍ୟାଳୟରୁ ସେ କଲେଜ ଶିକ୍ଷାଲାଭ କରିଥିଲେ । ବିବାହ କରିସାରିବା ପରେ ୧୯୬୭ ମସିହାରେ ସେ ସ୍ନାତକୋତ୍ତର ଓ ୧୯୮୦ ମସିହାରେ ଉତ୍କଳ ବିଶ୍ୱବିଦ୍ୟାଳୟରୁ ପି.ଏଚ.ଡି ହାସଲ କରିଥିଲେ । ବୃତ୍ତିରେ ସେ ଥିଲେ ଜଣେ ପ୍ରାଧ୍ୟାପିକା ।
ପେଚା ଷ୍ଟ୍ରିଜିଫୋର୍ମ୍ସ ଗଣର ପକ୍ଷୀଗଣ । ଏହି ଗଣରେ ପ୍ରାୟ ୨୦୦ରୁ ଅଧିକ ଜାତିର ପକ୍ଷୀ ଅଛନ୍ତି । ଏହି ପକ୍ଷୀଗୁଡ଼ିକ ସାଧାରଣତଃ ଅଣସାମାଜିକ ରାତ୍ରିଚର ଏବଂ କାରୀ । ତାଙ୍କର ସ୍ୱତନ୍ତ୍ର ଗୁଣଗୁଡିକ ହେଲା, ସେମାନଙ୍କର ସିଧା ଛିଡା ହେବା, ବଡ଼ ଓ ଚଉଡା ମୁଣ୍ଡ, ଦ୍ୱିନେତ୍ରୀଦୃଷ୍ଟି, ଦ୍ୱିତକର୍ଣ୍ଣୀୟତା, ଧାର ପଞ୍ଝା ଏବଂ ଧୀର ଉଡାଣ ପାଇଁ ବିକଶିତ ଡେଣା । ବ୍ଯତିକ୍ରମ - ଦିନଚାରୀ ଉତ୍ତରୀୟ ଚିଲ-ପେଚା ଏବଂ ସାମାଜିକ ଗାତଖୋଳା ପେଚା ।
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।