ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ତୀବ୍ର ଗୁରୁତର ଶ୍ୱାସରୋଗ କରୋନାଭାଇରସ ୨ଦ୍ୱାରା (SARS-CoV-2) ସୃଷ୍ଟି ହୋଇଥିବା ସଂକ୍ରାମକ ରୋଗ କରୋନାଭୂତାଣୁର ବିଶ୍ୱବ୍ୟାପୀ ମହାମାରୀ ୨୦୧୯ (କୋଭିଡ-୧୯/COVID-19) ପ୍ରଥମେ ୨୦୨୦ ମାର୍ଚ୍ଚ ୧୬ ତାରିଖରେ ଓଡ଼ିଶାରେ ବ୍ୟାପିଥିବା କଥା ନିଶ୍ଚିତ ହୋଇଥିଲା । ପ୍ରଥମ ସଂକ୍ରମିତ ରୋଗୀ ଇଟାଲୀରୁ ନୂଆ ଦିଲ୍ଲୀ ଦେଇ ଫେରିଥିବା ଜଣେ ଓଡ଼ିଆ । ରୋଗ ଚିହ୍ନଟ ହେବା ପରେ ସେ ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସପିଟାଲରେ ଚିକିତ୍ସିତ ହୋଇ ଅପ୍ରେଲ ୩ ତାରିଖ ଦିନ ସୁସ୍ଥ ହୋଇ ବାହାରିଥିଲେ । ଅପ୍ରେଲ ୪ ତାରିଖ ସୁଦ୍ଧା ଓଡ଼ିଶାର ମୋଟ ରୋଗୀ ସଂଖ୍ୟା ୨୦ ହୋଇଥିଲା । ଆଗରୁ ସମଗ୍ର ଭାରତରେ ୨୦୨୦ ଅପ୍ରେଲ ୨୪ରୁ ଅପ୍ରେଲ ୧୪ ଯାଏ ଲାଗୁ ହୋଇଥିବା ତାଲାବନ୍ଦ (ଲକଡାଉନ) ଭିତରେ କୋଭିଡ-୧୯ ଅଧିକ ବ୍ୟାପିବାରୁ ରୋକିବା ପାଇଁ ଓଡ଼ିଶା ସରକାର ଭୁବନେଶ୍ୱର, କଟକ ଓ ଭଦ୍ରକ ୪୮ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ବନ୍ଦ କରିବା ନିମନ୍ତେ ଅପ୍ରେଲ ୪ ତାରିଖ ଦିନ ନିଷ୍ପତ୍ତି ନେଇଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଜହ୍ନ ହେଉଛି ପୃଥିବୀର ଏକମାତ୍ର ପ୍ରାକୃତିକ ଉପଗ୍ରହ ଏବଂ ସୌରଜଗତର ପଞ୍ଚମ ବୃହତ ଉପଗ୍ରହ । ଜହ୍ନ ହେଉଛି ଏକମାତ୍ର ଉପଗ୍ରହ ଯେଉଁଥିରେ ମଣିଷର ପାଦ ପଡ଼ିପାରିଛି । ଏବେ ନାସା ବୈଜ୍ଞାନିକମାନେ ପୃଥିବୀ ପରିକ୍ରମା କରୁଥିବା ଏକ ଗ୍ରହାଣୁ ଠାବ କରିଛନ୍ତି। ଏହା ଆକାରରେ ଛୋଟ ଓ ପୃଥିବୀର ବହୁ ଦୂରରେ ଥିବାରୁ ଏହାକୁ ଏକ କ୍ଷୁଦ୍ର ଉପଗ୍ରହ ବୋଲି କୁହା ଯାଇପାରେ। ପୃଥିବୀରୁ ଚନ୍ଦ୍ରର ହାରାହାରି ଦୂରତା ୩୮୪,୪୦୦ କିମି ବା ୧.୨୮ଆଲୋକ-ସେକେଣ୍ଡ।
ୱାଶିଂଟନ୍, ଡି.ସି., ୱାଶିଂଟନ୍ କିମ୍ବା ଡି.ସି ଭାବରେ ମଧ୍ୟ ଜଣାଶୁଣା, ଆମେରିକାର ରାଜଧାନୀ ଏବଂ ଫେଡେରାଲ୍ ଜିଲ୍ଲା ଅଟେ । ଏହା ପୋଟୋମାକ୍ ନଦୀର ପୂର୍ବ କୂଳରେ ଅବସ୍ଥିତ। ଏହି ସହର ଆମେରିକାର ପ୍ରଥମ ରାଷ୍ଟ୍ରପତି ଜର୍ଜ ୱାଶିଂଟନଙ୍କ ନାମାନୁସାରେ ନାମିତ ହୋଇଛି । ଏହା ଆମେରିକାର ସର୍ବାଧିକ ପର୍ଯ୍ୟଟକ ଆସୁଥିବା ସହର ମଧ୍ୟରୁ ଅନ୍ୟତମ, ୨୦୧୬ ମସିହାରେ ବାର୍ଷିକ ୨ କୋଟିରୁ ଅଧିକ ପରିଦର୍ଶକ ଆସିଥିଲେ |
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ୟୁରୋପ ଏକ ମହାଦେଶ । ଏହା ପୃଥିବୀର ୨% ସ୍ଥାନ ଅଧିକାର କରିଛି । ଏସିଆ ଓ ଆଫ୍ରିକା ପରେ ଏହା ପୃଥିବୀର ତୃତୀୟ ଜନବହୁଳ ମହାଦେଶ ।ଏହା ଆଫ୍ରୋ-ୟୁରାସିଆର ମାଳଦ୍ୱୀପ ଭୂମି ଉଭୟ ଆଫ୍ରିକା ଏବଂ ଏସିଆ ସହିତ ଅଂଶୀଦାର କରେ | ଏହା ଉତ୍ତରରେ ଆର୍କଟିକ୍ ମହାସାଗର, ପଶ୍ଚିମରେ ଆଟଲାଣ୍ଟିକ୍ ମହାସାଗର, ଦକ୍ଷିଣରେ ଭୂମଧ୍ୟସାଗର ଏବଂ ପୂର୍ବରେ ଏସିଆ ସୀମାବର୍ତ୍ତୀ ଅଟେ | ୟୁରୋପକୁ ସାଧାରଣତଃ ଉରାଲ ପର୍ବତ, ଉରାଲ ନଦୀ, କାସପିନ୍ ସାଗର, ବୃହତ୍ କାଉକସ୍, କଳା ସାଗର ଏବଂ ତୁର୍କୀ ଷ୍ଟ୍ରାଇଟର ଜଳପଥଦ୍ୱାରା ଏସିଆଠାରୁ ପୃଥକ ଭାବରେ ବିବେଚନା କରାଯାଏ |
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ମେଟାବୋଲିଜିମ (/məˈtæbəlɪzəm/, from ଗ୍ରୀକ: μεταβολή metabolē, "ବଦଳ") ଜୀବ ମାନଙ୍କରେ ଜୀବନ ନିର୍ବାହକାରୀ ରସାୟନିକ ପ୍ରତିକ୍ରିୟା ସମୂହ ଅଟେ। ଏହାର ତିନୋଟି ମୁଖ୍ୟ ଉଦ୍ଦେଶ୍ୟ ହେଲା: ଜୀବ-କୋଷ ମାନଙ୍କରେ ପ୍ରକ୍ରିୟା ଚାଲିବା ନିମନ୍ତେ ଖାଦ୍ୟରୁ ଶକ୍ତିରେ ରୁପାନ୍ତରଣ: ଖାଦ୍ୟରୁ ପ୍ରୋଟିନ, ଲିପିଡ, ନ୍ୟୁକ୍ଲିକ ଏସିଡ, ଓ କାର୍ବୋହାଇଡ୍ରେଟ୍ସ୍ ପାଇଁ ମୂଳଦୁଆ ତିଆରି; ଏବଂ ନାଇଟ୍ରୋଜିନସ ଅପଶିଷ୍ଟର ବିଲୋପନ। ଏହି ଏଞ୍ଜାଇମ୍ ଉତ୍ପ୍ରେରିତ ପ୍ରକ୍ରିୟା ଗୁଡି଼କ ଜୀବମାନଙ୍କୁ ବଢି଼ବା, ତାଙ୍କ ବଂଶ ବୃଦ୍ଧି, ଓ ବାତାବରଣ ପ୍ରତି ତାଙ୍କ ପ୍ରତିକ୍ରିୟାରେ ସାହାଯ୍ୟ କରନ୍ତି।
ଉଇକିଡାଟା ସମ୍ମିଳିତ ଭାବେ ପ୍ରସ୍ତୁତ ବଦଳଯୋଗ୍ୟ ଏକ ଜ୍ଞାନ ଭଣ୍ଡାର ଯାହା ଉଇକିମିଡ଼ିଆ ସଂସ୍ଥାଦ୍ୱାରା ପରିଚାଳିତ ହେଉଅଛି । ଏହାର ଲକ୍ଷ୍ୟ ହେଉଛି କେତେକ ତଥ୍ୟ ନେଇ ଗୋଟିଏ ସାଧାରଣ ସ୍ରୋତ ତିଆରି କରିବା ଯାହା ଉଇକିମିଡ଼ିଆର ପରିକଳ୍ପନା ଯେପରି ଉଇକିପିଡ଼ିଆରେ ବ୍ୟବହୃଉତ ହେଇପାରିବ । ଉଇକିଡାଟା ଉଇକିକମନ୍ସ ଭଳି ଏକ ଉଇକିମିଡ଼ିଆ ପ୍ରକଳ୍ପ । ଉଇକିକମନ୍ସ୍ ଯେପରି ଛବି, ଭିଡିଓ, ଓ ଅନ୍ୟାନ୍ୟ ମିଡ଼ିଆ ଫାଇଲ୍ ପାଇଁ ଷ୍ଟୋରେଜ ପ୍ରଦାନ କରେ ସେହିପରି ଉଇକିଡାଟା କେତେକ ତଥ୍ୟ ପାଇଁ ଷ୍ଟୋରେଜ୍ ପ୍ରଦାନ କରେ । ଉଇକିଡାଟା ଉଇକିବେସ୍ଦ୍ୱାରା ତାର ସାମର୍ଥ୍ୟ ପାଇଛି ।
ଜ୍ୟୋତି ରଞ୍ଜନ ନାୟକ (ଜନ୍ମ: ୨୪ ଅକ୍ଟୋବର ୧୯୯୪) ଜଣେ ଓଡ଼ିଆ କଥାଚିତ୍ର ଅଭିନେତା । ସେ ୨୦୧୬ ମସିହାରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଶ୍ରୀକାନ୍ତ ଗୌତମଙ୍କଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମ ମିଠା ମିଠା ଯୋଡ଼ିରେ ଭାଗ ନେଇ ବିଜେତା ହେବା ପରେ ଜ୍ୟୋତି ଓଡ଼ିଆ କଥାଚିତ୍ର ମିଠା ମିଠାରେ ନାୟକ ଭାବରେ ଅଭିନୟ କରିଥିଲେ, ମାତ୍ର ଏହି କଥାଚିତ୍ରଟି ମୁକ୍ତିଲାଭରେ ବିଳମ୍ବ ହୋଇଥିଲା । ଓଡ଼ିଆ କଥାଚିତ୍ର ଜଗତରେ ଜ୍ୟୋତିଙ୍କର ପ୍ରଥମ ମୁକ୍ତିଲାଭ ଚଳଚ୍ଚିତ୍ର ହେଉଛି ଦେଲେ ଧରା କଥା ସରେ । ଏହାପରେ ସେ ନିଝୁମ ରାତିର ସାଥୀ, ଦିଲ୍ କା ରାଜା, ତୁ ମୋ ହିରୋ ଆଦି କଥାଚିତ୍ରରେ ଅଭିନୟ କରିଥିଲେ ।
ଜଳବାୟୁ (ଇଂରାଜୀ ଭାଷାରେ Climate) କହିଲେ ଦୀର୍ଘ ୩୦ ବର୍ଷର ସ୍ୱାଭାବିକ ପାଣିପାଗର ହାରାହାରି ପରିସଂଖ୍ୟାନକୁ ବୁଝାଏ । ବାୟୁମଣ୍ଡଳର ଚାପ, ଆର୍ଦ୍ରତା, ଉତ୍ତାପ, ଆର୍ଦ୍ରତା, ପବନ ଓ ପ୍ରେସିପିଟେସନକୁ ହିସାବକୁ ନେଇ ଏହି ଜଳବାୟୁ ବିଷୟରେ ପୁର୍ବାନୁମାନ କରାଯାଏ । ବ୍ୟାପକ ଅର୍ଥରେ ସମୁଦ୍ର ଓ ପୃଥିବୀରେ ଥିବା ବରଫକୁ ଜଳବାୟୁ ମଣ୍ଡଳର (climate system) ଅଂଶ ଭାବରେ ହିସାବକୁ ନେଲେ ଯାହା ବୁଝାଏ ତାହାକୁ ଜଳବାୟୁ କୁହାଯାଏ । କୌଣସି ସ୍ଥାନର ଜଳବାୟୁ ତାହାର ଦ୍ରାଘିମା, ଇଲାକା (terrain), ଉଚ୍ଚତା (altitude), ଜଳ ଭଣ୍ଡାର (water bodies) ଓ ତାହାର ସ୍ରୋତ ଅନୁସାରେ ପ୍ରଭାବିତ ହୁଏ ।
ଏକ ବ୍ରାଉଜର / ୱେବ ବ୍ରାଉଜର ହେଉଛି ଏକ ସଫ୍ଟୱେର ଆପ୍ଲିକେସନ , ଯାହାଦ୍ୱାରା ଇଣ୍ଟରନେଟରେ ତଥ୍ୟ ଖୋଜିବା , ତଥ୍ୟ ହାସଲ କରିବା ଓ ଜରୁରୀ ସୂଚନାର ନେଣଦେଣ କରାଯାଇଥାଏ । କୌଣସି ଏକ ନିର୍ଦ୍ଧିଷ୍ଠ ବିଷୟରେ ତଥ୍ୟ ଖୋଜିବା ପାଇଁ ନିର୍ଦ୍ଧିଷ୍ଠ ୱେବ ଠିକଣା ବା ୟୁ.ଆର.ଏଲ୍ର ସାହାଯ୍ୟ ନିଆଯାଇଥାଏ । ଏହାଦ୍ୱାରା ସେହି ପ୍ରସଙ୍ଗ ସମ୍ପର୍କିତ ତଥ୍ୟ , ଛବି ତଥା ଆଧାର ଆଦି ଖୋଜିବା ସହଜ ହୋଇଥାଏ ।
'ରବୀନ୍ଦ୍ରନାଥ ଠାକୁର ' ( (listen); Bengali pronunciation: [robind̪ro nat̪ʰ ʈʰakur]), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିତ, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା । ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା ।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା' ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ । ରବୀନ୍ଦ୍ରନାଥଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ, ୧୩ଟି ଉପନ୍ୟାସ, ୩୬ଟି ପ୍ରବନ୍ଧ, ୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି । ଗୀତାଞ୍ଜଳିର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ, ତାଜା, ସୁମଧୁର କବିତା; ୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇଂରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କଦ୍ୱାରା ରଚିତ ସଂଗୀତ ୨ଟି ଦେଶ, ନିଜ ନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି: ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା" । ଶ୍ରୀଲଙ୍କାର ଜାତୀୟ ସଂଗୀତ ମଧ୍ୟ ଟାଗୋରଙ୍କଠାରୁ ପ୍ରେରଣା ଲାଭ କରିଥିଲା ।
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।
ଧାତୁ ଭଳି କୌଣସି ଏକ ପଦାର୍ଥ ଉପରେ ପ୍ରଜ୍ଜ୍ୱଳିତ ତୀବ୍ର ଆଲୋକରଶ୍ମୀ ପକାଇଲେ, ସେଥିରୁ ଇଲେକ୍ଟ୍ରନ୍ ବିକିରଣ/ନିର୍ଗତ ହୁଏ । ଏହାକୁ ଆଲୋକ-ବୈଦ୍ୟୁତିକ ପ୍ରଭାବ (ଈଂରାଜୀରେ Photoelectric Effect) କୁହାଯାଏ । ଏହି ପ୍ରକ୍ରିୟାରେ ନିର୍ଗତ ଇଲେକ୍ଟ୍ରନ୍ମାନଙ୍କୁ “ଫୋଟୋ-ଇଲେକ୍ଟ୍ରନ୍” କୁହାଯାଏ । ଏହି ପ୍ରଭାବ ବିଦ୍ୟୁତ୍ ସମ୍ବନ୍ଧୀୟ ରସାୟନ ବିଜ୍ଞାନ ଓ ଭୌତିକ ବିଜ୍ଞାନରେ ଖୁବ୍ ଜଣାଶୁଣା ।
ରୋମୀୟ ସାମ୍ରାଜ୍ୟ (Imperium Rōmānum (ଲାଟିନ୍); ଇମ୍ପେରିଅମ ରୋମାନମ, Βασιλεία τῶν Ῥωμαίων (କୋଇନେ ଗ୍ରୀକ୍); ବାସିଲେଇଆ ତୋନ୍ ରୋମାଇଓନ), ପ୍ରାଚୀନ ରୋମର ସାଧାରଣତନ୍ତ୍ର ପରବର୍ତ୍ତୀ ପର୍ଯ୍ୟାୟ ଅଟେ । ଏକ ରାଜ୍ଯ ହିସାବରେ, ଏହା ଭୂମଧ୍ଯସାଗର ଚାରିପଟେ, ଉତ୍ତର ଆଫ୍ରିକାରେ ଏବଂ ପଶ୍ଚିମ ଏସିଆରେ ସୁବିସ୍ତୃତ ଅଞ୍ଚଳ ନିଜ ଅଧିନରେ ରଖିଥିଲା । ସାମ୍ରାଜ୍ୟର ସର୍ବେସର୍ବା ଏହାର ସମ୍ରାଟମାନେ ଥିଲେ । କାଇଜର ଅଗଷ୍ଟସଙ୍କ ସିଂହାସନ ଆରୋହଣଠାରୁ ତୃତୀୟ ଶତାବ୍ଦୀର ସାମରିକ ଅରାଜକତା, ଏହା ଏକ ପ୍ରଥମତନ୍ତ୍ର ହୋଇ ରହିଥିଲା, ଯାହାର ମାତୃଦେଶ ଇଟାଲୀ ଏବଂ ଏକମାତ୍ର ରାଜଧାନୀ ରୋମରେ ଅବସ୍ଥିତ ଥିଲା । ସାମରିକ ଅରାଜକତା ପରେ, ଏକାଧିକ ସମ୍ରାଟଙ୍କଦ୍ୱାରା ସାମ୍ରାଜ୍ୟର ଶାସନ ହେଲା । ଏହି ସମ୍ରାଟମାନେ ମିଳିତ ଭାବରେ ପଶ୍ଚିମ ରୋମୀୟ ସାମ୍ରାଜ୍ଯ ଓ ପୂର୍ବ ରୋମୀୟ ସାମ୍ରାଜ୍ଯ (ବାଇଜାଣ୍ଟୀୟ ସାମ୍ରାଜ୍ଯ)ର ଶାସନ କଲେ । ଖ୍ରୀ.ଅ.
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଜାଭା ହେଉଛି ଏକ class based object oriented ପ୍ରୋଗ୍ରାମିଂଗ ଭାଷା। ଏହି ଭାଷା ମୁଖ୍ୟତଃ Applicationକୁ "write once run anywhere"(WORA) ଉପଯୁକ୍ତ କରିବା ପାଇଁ ଉନ୍ନତ କରାଯାଇଛି।"write once run anywhere"ର ଅର୍ଥ, compile ହୋଇଥିବା ଜାଭା codeକୁ ଅନ୍ୟ ଯେ କୌଣସି platformରେ ପୁନର୍ବାର compile ନକରି ମଧ୍ୟ ସିଧାସଳଖ run କଲେ ଏହା run ହୋଇପାରିବ। ଜାଭା Applicationଗୁଡ଼ିକ compile ହେଲାପରେ ଏହା bytecodeକୁ ପରିଣତ ହୋଇଥାଏ ଏବଂ ଏହି bytecode ଯେକୌଣସି କମ୍ପ୍ୟୁଟର OSର JVM(Java Virtual Machine)ରେ run ହୋଇପାରିବ। ୯୦ ଲକ୍ଷ developerଙ୍କ ମତ ଅନୁସାରେ ଜାଭା ୨୦୧୬ ମସିହା ବେଳକୁ ଅତ୍ୟନ୍ତ ଲୋକପ୍ରିୟ ପ୍ରୋଗ୍ରାମିଂ ଭାଷାରେ ପରିଣତ ହୋଇସାରିଥିଲା ଏବଂ ମୁଖ୍ୟତଃ client-server web application ପାଇଁ ଏହାର ବହୁଳ ବ୍ୟବହାର ମଧ୍ୟ ଆରମ୍ଭ ହୋଇସାରିଥିଲା। ଜାଭାକୁ Sun Microsystemsରେ କାର୍ଯରତ ଜେମ୍ସ ଗସଲିଙ୍ଗ ଉନ୍ନତ କରିଥିଲେ ଓ ୧୯୯୫ରେ release କରିଥିଲେ (ବର୍ତ୍ତମାନ Sun Microsystems, Oracle Corporation ଅକ୍ତିଆରରେ ଅଛି)। ଜାଭା ପ୍ରୋଗ୍ରାମିଂ ଭାଷାର ଅନେକ syntaxଗୁଡ଼ିକ ସି (ପ୍ରୋଗ୍ରାମିଂ ଭାଷା) ଓ C++ ପ୍ରୋଗ୍ରାମିଂ ଭାଷାରୁ ଆସିଛି।
ତରଙ୍ଗ-କଣିକା ଦ୍ୱୈତବାଦ (ଈଂରାଜୀରେ Wave–particle duality) ପ୍ରମାତ୍ର ବିଜ୍ଞାନର ଏକ ମତବାଦ ଯାହା ଅନୁସାରେ ପ୍ରତ୍ୟେକ କ୍ଷୁଦ୍ର କଣିକାଠାରେ କିଛି ତରଙ୍ଗ ପ୍ରକୃତି ମଧ୍ୟ ରହିଥାଏ । ତେଣୁ ପାରମ୍ପରିକ ପଦାର୍ଥ ବିଜ୍ଞାନରେ ତରଙ୍ଗ ଓ କଣିକା ଭିନ୍ନ ଭିନ୍ନ ବୋଲି ଯେଉଁ ପ୍ରବାଦ ରହିଥିଲା ତାହା ପ୍ରମାତ୍ର ବିଜ୍ଞାନରେ ଏକ ସ୍ୱତନ୍ତ୍ର ମତବାଦ ରୂପେ ପ୍ରକାଶ ପାଇଲା । ଏହି ସମ୍ପର୍କରେ ଆଲବର୍ଟ ଆଇନ୍ଷ୍ଟାଇନ୍ ଲେଖିଥିଲେ : ମନେହୁଏ ଯେ ଆମକୁ କେତେବେଳେ ଏକ ତ ଆଉ କେତେବେଳେ ଅପର ତତ୍ତ୍ୱର ଉପଯୋଗ କରିବାକୁ ହେବ, କେତେବେଳେ ଦୁଇଟି ଯାକ ତତ୍ତ୍ୱ ଏକା ସାଙ୍ଗରେ ବ୍ୟବହାର କରିବା ସଠିକ ମନେ ହେବ । ଏକ ନୂତନ ସମସ୍ୟା ଆମ ସମ୍ମୁଖରେ ଦଣ୍ଡାୟମାନ । ବାସ୍ତବତାର ଦୁଇଟି ପରସ୍ପର ବିପରୀତ ରୂପ ଆମେ ଦେଖୁଛେ ; କାରଣ ଦୁହିଁଙ୍କ ମଧ୍ୟରୁ କେଉଁଟି ବି ସ୍ୱାଧୀନ ଭାବେ ଆଲୋକର ସମ୍ପୂର୍ଣ୍ଣ ପ୍ରକୃତିକୁ ବୁଝାଇପାରିବେ ନାହିଁ, କିନ୍ତୁ ଦୁଇଟି ଯାକ ତତ୍ତ୍ୱର ସମ୍ମିଳନରେ ଏହା ସମ୍ଭବ । ମୂଳ ଲେଖା : It seems as though we must use sometimes the one theory and sometimes the other, while at times we may use either. We are faced with a new kind of difficulty. We have two contradictory pictures of reality; separately neither of them fully explains the phenomena of light, but together they do.
ମଧ୍ୟ ଏସିଆ ଏସିଆ ମହାଦ୍ୱୀପର ମଧ୍ୟ ଭାଗ ଅଟେ । ଏହାର ପୂର୍ବରେ "ଚୀନ"ରୁ ପଶ୍ଚିମରେ "କୌସ୍ପିୟନ ସାଗର" ପର୍ଯ୍ୟନ୍ତ, ଏବଂ ଉତ୍ତରରେ "ୠସ"ରୁ ଦକ୍ଷିଣରେ "ଆଫଗାନିସ୍ତାନ" ପର୍ଯ୍ୟନ୍ତ ବିସ୍ତୃତ ଅଟେ । ଭୂବୈଜ୍ଞାନିକମାନଙ୍କଦ୍ୱାରା ମଧ୍ୟ ଏସିଆର ସମସ୍ତ ପରିଭାଷାରେ ଭୂତପୂର୍ବ ସୋବିୟତ ସଂଘର ପାଞ୍ଚଟି ଦେଶ ସର୍ବଦା ଗଣା ଯାଏ :- କାଜାଖସ୍ତାନ , କିରଗୀଜସ୍ତାନ , ତାଜିକିସ୍ତାନ , ତୁର୍କମେନିସ୍ତାନ , ଉଜବେକୀସ୍ତାନ । ଏହା ଛଡ଼ା ମଙ୍ଗୋଲିୟା , ଆଫଗାନିସ୍ତାନ , ଉତ୍ତର ପାକିସ୍ତାନ , ଭାରତର ଲଦାଖ ପ୍ରଦେଶ , ଚୀନର ଶିନଜିୟଙ୍ଗ , ତିବ୍ୱତ କ୍ଷେତ୍ର ଏବଂ ୠସର ସାଇବେରିୟ କ୍ଷେତ୍ରର ଦକ୍ଷିଣ ଭାଗକୁ ମଧ୍ୟ ପ୍ରାୟତଃ ମଧ୍ୟ ଏସିଆର ଅଂଶ ବୋଲି ବୁଝାଯାଏ ।
ସାଇପ୍ରସ୍ (ଆନୁଷ୍ଠାନିକ ନାମ ସାଇପ୍ରସ୍ ଗଣରାଜ୍ୟ) ପୂର୍ବ ଭୂମଧ୍ୟସାଗରର ଏକ ଦ୍ୱୀପ ଦେଶ | ଏହା ଭୂମଧ୍ୟସାଗରର ତୃତୀୟ ବୃହତ୍ତମ ଏବଂ ତୃତୀୟ ସର୍ବାଧିକ ଜନସଂଖ୍ୟା ବିଶିଷ୍ଠ ଦ୍ୱୀପ । ଏହା ତୁର୍କୀର ଦକ୍ଷିଣରେ ପଶ୍ଚିମ ସିରିଆ ଏବଂ ଲେବାନନ୍; ମିଶରର ଉତ୍ତରରେ, ଇସ୍ରାଏଲ୍ ଏବଂ ଗ୍ରୀସର ଦକ୍ଷିଣ ପୂର୍ବରେ ଅବସ୍ଥିତ | ଏହା ଏସିଆ ଓ ୟୁରୋପର ସୀମାରେ ସ୍ଥିତ। ଏହା ୟୁରୋପିୟ ସଂଘର ସଦସ୍ୟ ହେଲେମଧ୍ୟ ମିଳିତ ଜାତିସଂଘ ଏହାକୁ ପଶ୍ଚିମ ଏସିଆର ଅଂଶ ମାନନ୍ତି।
ଚୀନର ବିଶାଳ ପ୍ରାଚୀର ବା ଚୀନର ସୁଦୀର୍ଘ ପ୍ରାଚୀର (ଇଂରାଜୀରେ Great Wall of China) ଅନେକଗୁଡ଼ିଏ ସ୍ଥାନରେ ନିର୍ମିତ ଦୁର୍ଗ ପ୍ରାଚୀର ସଦୃଶ ଅଂଶକୁ ସଂଯୋଜିତ କରି ଗଠିତ । ପଥର, ଇଟା, ପୋଡ଼ାମାଟି, କାଠ ଓ ଅନ୍ୟାନ୍ୟ ପଦାର୍ଥ ବ୍ୟବହାର କରି ପୂର୍ବ-ପଶ୍ଚିମ ଦିଗରେ ଏହି ବିଶାଳ କାନ୍ଥର ନିର୍ମାଣ କରାଯାଇଥିଲା । ପ୍ରାଚୀନ ଚୀନର ଉତ୍ତର ପଟୁ ହେଉଥିବା ବିଦେଶୀ ଶତ୍ରୁଙ୍କ ଆକ୍ରମଣରୁ ଦେଶର ରକ୍ଷା କରିବା ହିଁ ଏହି କାନ୍ଥ ନିର୍ମାଣ କରିବାର ମୂଳ ଉଦ୍ଦେଶ୍ୟ ଥିଲା । ଖ୍ରୀଷ୍ଟପୂର୍ବ ୭ମ ଶତାବ୍ଦୀରୁ ନିର୍ମିତ ହୋଇଥିବା ଅନେକ ଛୋଟ ଛୋଟ କାନ୍ଥକୁ ପରବର୍ତ୍ତୀ ସମୟରେ ଯୋଡ଼ି ଏକ ବିଶାଳ ଓ ମଜବୁତ୍ ପ୍ରାଚୀର ପ୍ରସ୍ତୁତ କରାଗଲା । ବିଶେଷ କରି ଖ୍ରୀଷ୍ଟପୂର୍ବ ୨୨୦-୨୦୬ ବେଳକୁ ଚୀନର ପ୍ରଥମ ସମ୍ରାଟ ଚିନ୍ ଶି ହୁଆଂଗ୍ଙ୍କ ଶାସନ କାଳରେ ନିର୍ମିତ ଅଂଶ ପ୍ରସିଦ୍ଧ କିନ୍ତୁ ବର୍ତ୍ତମାନ ଏହି ଅଂଶର କେବଳ କିଛି ଅବଶେଷ ରହିଛି । ଅନେକ ରାଜବଂଶ ଏହି ପ୍ରାଚୀରର ପ୍ରସାରଣ, ମରାମତି ଓ ଦୃଢୀକରଣରେ ଯୋଗଦାନ କରିଥିଲେ ; ତେବେ ମିଂଗ୍ ରାଜବଂଶର ଶାସନ ସମୟରେ (ଖ୍ରୀଷ୍ଟାବ୍ଦ ୧୩୬୮-୧୬୪୪) ନିର୍ମିତ କାନ୍ଥର ଅଧିକାଂଶ ଭାଗ ଭଲ ଅବସ୍ଥାରେ ରହିଛି । ସୁରକ୍ଷା ବ୍ୟତୀତ ସୀମାରେଖା ନିର୍ଦ୍ଧାରଣ, ରେଶମ ସଡ଼କରେ କର ଆଦାୟ, ବାଣିଜ୍ୟ ନିୟନ୍ତ୍ରଣ ଓ ଆପ୍ରବାସ ନିୟନ୍ତ୍ରଣ କରିବାରେ ମଧ୍ୟ ଏହି ପ୍ରାଚୀର ସହାୟକ ହୋଇଥିଲା । ସୈନ୍ୟ ଛାଉଣୀ, ପହରାରେ ସହାୟତା ପାଇଁ ମୀନାର, ଆଲୁଅ ବା ଧୁଆଁ ସହାୟତାରେ ପ୍ରାଚୀରର ଏକ ସ୍ଥାନରୁ ବହୁ ଦୂରରେ ରହିଥିବା ଅନ୍ୟ ଅଂଶକୁ ସତର୍କ ସୂଚନା ଇତ୍ୟାଦିର ସୁବ୍ୟବସ୍ଥା କରାଯିବା ଫଳରେ ପ୍ରାଚୀରର ସୁରକ୍ଷା କ୍ଷମତା ବୃଦ୍ଧି ପାଇଥିଲା । ଏତତ୍ ବ୍ୟତୀତ ବିଶାଳ ପ୍ରାଚୀରର ଛାତଟି ପ୍ରଶସ୍ତ ହୋଇଥିବାରୁ ଶସ୍ତ୍ର, ସୈନ୍ୟ, ଗୁଳିଗୋଳା, ଖାଦ୍ୟ ସାମଗ୍ରୀ ପରିବହନ ଓ ଯାତାୟତ ପାଇଁ ଖୁବ୍ ସୁବିଧା ହେଉଥିଲା । ଚୀନର ବିଶାଳ ପ୍ରାଚୀର ଆଭ୍ୟନ୍ତରୀଣ ମଂଗୋଲିଆର ଦକ୍ଷିଣ ସୀମାକୁ ସଂଲଗ୍ନ ହୋଇ ପୂର୍ବରେ ଡାନଡୋଂଗଠାରୁ ପଶ୍ଚିମରେ ଲୋପ୍ ହ୍ରଦ ପର୍ଯ୍ୟନ୍ତ ବ୍ୟାପ୍ତ । ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣରୁ ମିଂଗ୍ ସମୟରେ ନିର୍ମିତ ପ୍ରାଚୀର ପ୍ରାୟ ୮୮୫୦ କି.ମି. ଦୀର୍ଘ ଥିଲା ବୋଲି ଜଣାପଡ଼ିଛି । ମିଂଗ୍ ପ୍ରାଚୀରର ୬୨୫୯ କି.ମି. ମନୁଷ୍ୟକୃତ କାନ୍ଥ, ୩୫୯ କି.ମି.
କୌଣସି ଘଟଣା ଘଟିବାର ଗାଣିତିକ ସମ୍ଭାବନା “ସମ୍ଭାବ୍ୟତା ସିଦ୍ଧାନ୍ତ” ବା “ସମ୍ଭାବନା ସିଦ୍ଧାନ୍ତ” (ଈଂରାଜୀରେ Probability Theory)ଦ୍ୱାରା ନିରୂପିତ ହୋଇଥାଏ । ସମ୍ଭାବ୍ୟତା ସିଦ୍ଧାନ୍ତ ଗଣିତର ଏକ ଶାଖା । ଗୋଟିଏ ଘଟଣା ଭିନ୍ନ ଭିନ୍ନ ଉପାୟରେ ଘଟିବାର ସମ୍ଭାବନା ରହିଥାଏ । ସମ୍ଭାବ୍ୟତା ସିଦ୍ଧାନ୍ତରେ ଏହାକୁ ଅନେକ ସ୍ୱୟଂସିଦ୍ଧ ସୂତ୍ରର ବ୍ୟବହାର କରି ଗାଣିତିକ ଭାଷାରେ ପ୍ରକାଶ କରାଯାଏ । ସାଧାରଣତଃ ଏହି ସ୍ୱୟଂସିଦ୍ଧ ସୂତ୍ରଗୁଡ଼ିକ ସମ୍ଭାବନାକୁ ଏକ ସମ୍ଭାବ୍ୟତା ପରିସୀମା (ଈଂରାଜୀରେ Probability Space) ମାଧ୍ୟମରେ ପ୍ରକାଶ କରନ୍ତି । ଏହି ସମ୍ଭାବ୍ୟତା ପରିସୀମା ମଧ୍ୟରେ ଘଟଣାର ସମ୍ଭାବନାର ସର୍ବନିମ୍ନ ମାନ ୦ (ଶୂନ୍ୟ) ଓ ସର୍ବାଧିକ ମାନ ୧ ହୋଇପାରେ । ଯେଉଁ ସବୁ ପରିଣାମରୁ ସମ୍ଭାବନା ନିରୂପିତ ହୁଏ ତାଙ୍କୁ ସମୂହ ଭାବେ ପ୍ରତିଦର୍ଶ ସମଷ୍ଟି (ଈଂରାଜୀରେ Sample Space) ବୋଲି କୁହାଯାଏ । ପ୍ରତିଦର୍ଶ ସମଷ୍ଟିର କୌଣସି ଏକ ଉପସେଟ୍କୁ ଘଟଣା (ଈଂରାଜୀରେ Event) ବୋଲି କୁହାଯାଏ । ଉଦାହରଣ ସ୍ୱରୂପ : ୬ଟି ପାର୍ଶ୍ୱ ବିଶିଷ୍ଟ ଏକ ପଶାକୁ ଗଡ଼ାଇଲେ ୬ ପଡ଼ିବାର ସମ୍ଭାବନା କେତେ – ତାହା ଜାଣିବା ପାଇଁ ବିଭିନ୍ନ ପରିଣାମମାନଙ୍କ ସେଟ୍ ଗଢ଼ିଲେ ଆମେ {୧, ୨, ୩, ୪, ୫, ୬} ପାଇବା । ଏହା ହିଁ ଆମର ପରିଦର୍ଶ ସମଷ୍ଟି । ୧ ପଡ଼ିବା, ୨ ପଡ଼ିବା, ୩ ପଡ଼ିବା ଇତ୍ୟାଦି ଭିନ୍ନ ଭିନ୍ନ ଘଟଣା ।
ନାସ୍ତିକତା ଅଥବା ନାସ୍ତିକବାଦ ହେଉଛି ଏକ ସିଦ୍ଧାନ୍ତ ଯାହା କହେ "ଏ ଜଗତକୁ ସୃଷ୍ଟି ତଥା ନିୟନ୍ତ୍ରଣ କରୁଥିବା କୌଣସି ଶକ୍ତି ବା ତଥା କଥିତ ଈଶ୍ୱରଙ୍କ ଅସ୍ତିତ୍ୱ ସଂପର୍କରେ କୌଣସି ତର୍କ ସଂଗତ ସର୍ବମାନ୍ୟ ଆଧାର ନ ଥିବାରୁ ଈଶ୍ୱରଙ୍କ ଅସ୍ତିତ୍ୱ ବିଶ୍ୱାସ ଯୋଗ୍ୟ ନୁହେଁ" । ଈଶ୍ୱରଙ୍କ ଅସ୍ତିତ୍ୱରେ ବିଶ୍ୱାସ ନ କରୁଥିବା ବ୍ୟକ୍ତି ବିଶେଷ ହେଲେ ନାସ୍ତିକ ଏବଂ ନାସ୍ତିକ ଲୋକ ଈଶ୍ୱରଙ୍କ ଅସ୍ତିତ୍ୱ ସଂପର୍କରେ ସ୍ପଷ୍ଟ ପ୍ରମାଣ ନ ଥିବା କାରଣରୁ ଈଶ୍ୱର (ଭଗବାନ)ଙ୍କ ଅସ୍ତିତ୍ୱକୁ ମିଥ୍ୟା ବୋଲି ଗ୍ରହଣ କରିଥାନ୍ତି । ଅଧିକାଂଶ ନାସ୍ତିକ ବ୍ୟକ୍ତି କୌଣସି ଦେବୀ, ଦେବତା, ପରଲୌକିକ ଶକ୍ତି, ଧର୍ମ, ଆତ୍ମା ତଥା ପରମାତ୍ମା ଇତ୍ୟାଦି ବିଷୟ ମାନନ୍ତି ନାହିଁ । ହିନ୍ଦୁ ଦର୍ଶନ ମତରେ ଯେ କେହି ବେଦକୁ ଯଦି ମାନତି ନାହିଁ ସେମାନେ ମଧ୍ୟ ନାସ୍ତିକ ପଦବାଚ୍ୟ । ନାସ୍ତିକମାନେ ସାଧାରଣତଃ ସାଧାରଣ ଭାବେ ମାନିବା ଆପେକ୍ଷା ମାନିବା ପୂର୍ବରୁ ଈଶ୍ୱର କିମ୍ବା ବେଦ ଇତ୍ୟାଦି ବିଷୟରେ ପ୍ରମାଣ ଦେଖିବାକୁ ଚାହିଁଥାନ୍ତି । ଅନ୍ୟପକ୍ଷରେ ଆସ୍ତିକ, ଯିଏକି ଈଶ୍ୱର ବିଶ୍ୱାସୀ, କୌଣସି ପ୍ରମାଣର ଅପେକ୍ଷା ନ ରଖି ନିଜ ଜାତି, କୁଳ, ସଂପ୍ରଦାୟ ବା ମତ ଅନୁସ଼ାରେ କୌଣସି ନା କୌଣସି ଦେବା ଦେବୀଙ୍କ ମାଧ୍ୟମରେ ଈଶ୍ୱଙ୍କ ଅସ୍ତିତ୍ୱ ସଂପର୍କରେ ପ୍ରଗାଢ ଆସ୍ଥା ପ୍ରକଟ କରିଥାନ୍ତି । ସେମାନଙ୍କ ମତରେ, "ବିଶ୍ୱାସେ ମିଳନ୍ତି କୃଷ୍ଣ, ତର୍କେ ବହୁଦୂର" । ନାସ୍ତିକତା କିନ୍ତୁ ଏଭଳି ବିଶ୍ୱାସକୁ ଅନ୍ଧବିଶ୍ୱାସ ଆଖ୍ୟା ଦିଏ କାରଣ କୌଣସି ଦୁଇ ଧର୍ମ, ସଂପ୍ରଦାୟ କିମ୍ବା ମତରେ ଈଶ୍ୱରଙ୍କ ମାନ୍ୟତା ଏକ ପ୍ରକାର ନୁହେଁ । ଏହିପରି ଭାବେ ନାସ୍ତିକମାନଙ୍କ ମତରେ ନାସ୍ତିକତା କେବଳ ପ୍ରମାଣ ଏବଂ ବାସ୍ତବିକତା ଉପରେ ଆଧାରିତ; କୌଣସି ପ୍ରକାର ଋଢିବାଦୀ ବା ଅବାସ୍ତବ ଧାରଣା ଉପରେ ନୁହେଁ । ଏହାଛଡା ଈଶ୍ୱରଙ୍କ ଅସ୍ତିତ୍ୱ ସଂପର୍କରେ ବର୍ତ୍ତମାନ ସୁଦ୍ଧା ଯେତେସବୁ ପ୍ରମାଣ କିମ୍ବା ତର୍କ ରହିଛି ସେସବୁ ଈଶ୍ୱରଙ୍କ ଅସ୍ତିତ୍ୱ ଜାହିର କରିବା ନିମିତ୍ତ ପର୍ଯ୍ୟାପ୍ତ ନୁହେଁ ।
ଏହା ସୌରଜଗତର ଏକ ଅଂଶବିଶେଷ । ଦୂରତା କ୍ରମରେ ସୂର୍ଯ୍ୟଠାରୁ ଏହା ଚତୁର୍ଥ ଗ୍ରହ । ପୃଥିବୀ କକ୍ଷପଥ ବାହାରେ ଏହା ପ୍ରଥମ ସୌରଗ୍ରହ । ଏହାର ପୃଷ୍ଠଦେଶ ଲାଲ ରଙ୍ଗର ପଥର ଓ ବାଲିରେ ଗଠିତ । ବାୟୁମଣ୍ଡଳ ପତଳା କାର୍ବନ୍ ଡାଇଅକ୍ସାଇଡ୍(CO2)ରେ ପରିପୁର୍ଣ୍ଣ । ରାତି ଆକାଶରେ ଆମକୁ ଏହାର ରଙ୍ଗ ଲାଲ୍ ଦେଖାଯାଏ । ପୃଥିବୀ ସହିତ ଏହାର ଅନେକ ସାମଞ୍ଜସ୍ୟ ଅଛି । ପୃଥିବୀ ଓ ମଙ୍ଗଳ ଗ୍ରହରେ ଗୋଟିଏ ଦିନର ଅବଧି ପ୍ରାୟ ସମାନ । ମଙ୍ଗଳର ଅକ୍ଷ ତାର କକ୍ଷତଳ ସହ ପ୍ରାୟ ୨୩.୯୮° ଢଳି ରହିଛି । ଏଣୁ ପୃଥିବୀ ପରି ମଙ୍ଗଳରେ ବି ଋତୁ ପରିବର୍ତନ ହେଉଥିବ । ଏଠାରେ ଦୁଇଟି ଋତୁ ଦେଖାଯାଏ, ଗ୍ରୀଷ୍ମ ଓ ଶୀତଋତୁ । ମଙ୍ଗଳର ଦୁଇଟି ଉପଗ୍ରହ ଅଛି, ସେଗୁଡିକ ହେଲା- ଫୋବୋସ୍ ଓ ଡେଇମୋସ୍ ।
ଆରମ୍ଭରୁ ମଣିଷର ପେଟକୁ ମୁଠାଏ ଦାନା ମିଳି ଗଲେ ବେଶ୍ ଆରାମରେ ଦିନଟା ସରୁଥିଲା । ଧୀରେ ଧୀରେ ଆଧୁନିକତା ନାମରେ ମଣିଷର ଅଭାବ ବଢ଼ି ବଢ଼ି ଚ଼ାଲିଲା । ନିଜର ଅସରନ୍ତି ଅଭାବକୁ ପୂରଣ କରିବାକୁ ଯାଇ ଯେଉଁ ସବୁ ପ୍ରୟାସ ଆରମ୍ଭ ହେଲା, ତା' ଭିତରୁ ଶିଳ୍ପବିପ୍ଳବ ଅନ୍ୟତମ । କିନ୍ତୁ, ମଣିଷର ଜାଣତରେ ହେଉ ବା ଅଜାଣତରେ ଏହି ବିପ୍ଳବ ଆମର ସନ୍ତୁଳିତ ପରିବେଶକୁ ନଷ୍ଟ କରିବାକୁ ଆରମ୍ଭକଲା । କେତେକ ଅଞ୍ଚଳରେ ଗଛଲତା ଆପେ ମରିବାକୁ ଲାଗିଲେ, ମାଟିର ଉର୍ବରତା କମିଗଲା, ମାଛଗୁଡ଼ିକ ଆପେ ଆପେ ମରିବାକୁ ଲାଗିଲେ ଓ ଏମିତି କେତେ କଅଣ । ଗବେଷଣାରୁ ଜଣା ପଡ଼ିଲା ଯେ ଏହି ପ୍ରକାରର କ୍ଷୟକ୍ଷତି ପାଇଁ ଏକ ବିଶେଷ ଜାତିର ବୃଷ୍ଟି ହିଁ ଦାୟୀ । ବର୍ତ୍ତମାନ ସେହି ବୃଷ୍ଟିକୁ 'ଅମ୍ଳବୃଷ୍ଟି' (ଏସିଡ୍ ରେନ୍) ବୋଲି କୁହାଯାଉଛି । ୧୮୭୨ ମସିହାରେ ରବର୍ଟ ଆଙ୍ଗୁସ୍ ସ୍ମିଥ୍ ନାମକ ଜଣେ ଇଂରେଜ ଜଳବାୟୁ ବିଶେଷଜ୍ଞଙ୍କଦ୍ୱାରା 'ଏସିଡ୍ ରେନ୍' ଶବ୍ଦର ଆରମ୍ଭ ହୋଇଥିଲା । ମାଞ୍ଚେଷ୍ଟର୍ (ଇଂଲଣ୍ଡ) ଅଞ୍ଚଳରେ ହେଇଥିବା କ୍ଷୟକାରୀ ବୃଷ୍ଟିର ବର୍ଣ୍ଣନା କରିବା ପରିପ୍ରେକ୍ଷୀରେ ଏହି ଶବ୍ଦର ବ୍ୟବହାର କରାଯାଇଥିଲା ।
କୋଷଶାସ୍ତ୍ରରେ କୋଷାଙ୍ଗ ବା କୋଷ ଅଙ୍ଗିକା, ଜୀବକୋଷରେ ଥିବା କାର୍ଯ୍ୟରତ କ୍ଷୁଦ୍ର ଗଠନାଦିକୁ ବୁଝାଏ । ଜୀବଶରୀରର ଅଙ୍ଗ ପରି କୋଷ ମଧ୍ଯରେ ରହୁଥିବାରୁ ଏପରି ନାମକରଣ କରାଯାଇଛି । କୋଷାଙ୍ଗଗୁଡ଼ିକ ନିଜସ୍ୱ ମେଦଦ୍ୱିସ୍ତରଦ୍ୱାରା ଘୋଡାଇ ହୋଇ ରହିଥାନ୍ତି (ଝିଲ୍ଲୀ ବିଶିଷ୍ଟ କୋଷାଙ୍ଗ)କିମ୍ବା କୌଣସି ଆବରଣ ବା ଝିଲ୍ଲୀ ବିନା ଉନ୍ମୁକ୍ତ ରହିଥାନ୍ତି (ଝିଲ୍ଲୀ ବିହୀନ କୋଷାଙ୍ଗ) । ଅଧିକାଂଶ କୋଷାଙ୍ଗ କୋଷ ମଧ୍ଯରେ ରହିଥାନ୍ତି, କିନ୍ତୁ କୂଟପାଦ ପରି କେତେକ କୋଷାଙ୍ଗ କୋଷ ବାହାରକୁ ବିସ୍ତାରିଥାନ୍ତି ।
ମିଳିତ ଜାତିସଂଘ ଗୋଟିଏ ଅନ୍ତଃ -ସରକାରୀ ଅନୁଷ୍ଠାନ ଯାହା ଅନ୍ତର୍ଜାତିକ ସହଯୋଗକୁ ବିକଶିତ କରିଥାଏ । ପୂର୍ବରୁ ନିଷ୍କ୍ରିୟ ଥିବା ଥିବା କେତେକ ରାଷ୍ଟ୍ରର ଗୋଷ୍ଠୀକୁ ପରିବର୍ତିତ ରୂପ ଦେଇ ୨୪ ଅକ୍ଟୋବର ୧୯୪୫ରେ ମିଳିତ ଜାତିସଂଘର ସଂସ୍ଥାପନା ହେଇଥିଲା । ଦ୍ୱିତୀୟ ମହାସମର ପରେ ଯେମିତି ସେପରି ନ ହୁଏ ସେତେବେଳେ ୫୧ଟି ସଦସ୍ୟ ରାଷ୍ଟ୍ରକୁ ନେଇ ଗଠନ ହେଇଥିବା ମିଳିତ ଜାତିସଂଘରେ ବର୍ତ୍ତମାନ ସଦସ୍ୟ ସଂଖ୍ୟା ୧୯୩ । ମିଳିତ ଜାତିସଂଘର ମୁଖ୍ୟ କାର୍ଜ୍ୟାଳୟ ନିଉୟର୍କ ସହରର ମାନହାଟ୍ଟନଠାରେ ଅବସ୍ଥିତ । ଏହା ବ୍ୟତୀତ ଜେନେଭା , ନାଇରୋବି ,ଏବଂ ଭିଏନାରେ ମଧ୍ୟ ମୁଖ୍ୟ କାର୍ଜ୍ୟାଳୟ ସବୁ ରହିଛି ।ଏହି ସଂଗଠନ ସଦସ୍ୟ ରାଷ୍ଟ୍ର ସମୂହଙ୍କ ସ୍ୱେଚ୍ଛାକୃତ ଏବଂ ଆତ୍ମ ନିର୍ଧାରିତ ଅନୁଦାନଦ୍ୱାରା ପରିଚାଳିତ ହୁଏ । ଏହାର ମୂଳ ଲକ୍ଷ୍ୟ ହେଲା ଅନ୍ତର୍ଜାତିକ ଶାନ୍ତି ଓ ସୁରକ୍ଷା ବଜାୟ ରଖିବା , ମାନବିକ ଅଧିକାରର ଅଗ୍ରାଧିକାର , ସାମାଜିକ ଓ ଅର୍ଥନୈତିକ ସନ୍ତୁଳନ ରଖିବା , ପରିବେଶର ସୁରକ୍ଷା କରିବା ଓ ମରୁଡି ବା ପ୍ରକୃତିକ ଦୁର୍ବିପାକ ସମୟରେ ମାନବିକ ସାହାଯ୍ୟ ଯୋଗେଇଦେବା , ଓ ସାମରିକ ଦ୍ୱନ୍ଦର ସମାଧାନ କରିବା ।
ନିତିଦିନିଆ ଜୀବନରେ ପ୍ରଚୀନ ପଦାର୍ଥ ବିଜ୍ଞାନ ଅନୁଯାୟୀ, ଯେ କୌଣସି ଏକ ବସ୍ତୁ ଯାହାର ବସ୍ତୁତ୍ୱ ଥାଏ ଏବଂ ସ୍ଥାନ ଅଧିକାର କରେ, ତାହାକୁ ପଦାର୍ଥ କୁହାଯାଏ । ଏଥିରେ ପରମାଣୁ ଓ ଏହାଦ୍ୱାରା ଗଠିତ ଯେକୌଣସି ବସ୍ତୁ ଅନ୍ତର୍ଭୁକ୍ତ ଥାଏ, ମାତ୍ର କୌଣସି ପ୍ରକାରର ଶକ୍ତି ତଥା ତରଙ୍ଗ ଯଥା: ଆଲୋକ କିମ୍ବା ଧ୍ୱନି ନୁହେ । ମାତ୍ର ସାଧାରଣତଃ (ଆଧୁନିକ) ପଦାର୍ଥ ବିଜ୍ଞାନରେ, ପଦାର୍ଥ ଏକ ମୂଳ ଧାରଣା ନୁହେ, କାରଣ ଏହାର ଏକ ସର୍ବସାଧାରଣ ଅର୍ଥ ହେଉଛି ଭ୍ରାନ୍ତିଜନକ (elusive): ପରମାଣୁର ପ୍ରାଥମିକ ତତ୍ତ୍ୱ ବ୍ୟକ୍ତିଗତ ଭାବେ ସ୍ଥାନ ନ ନେଇପାରେ, ମାତ୍ର ବସ୍ତୁତ୍ୱହୀନ ଅଣୁ ଏକାଠି ହୋଇ ଏକ ବସ୍ତୁ ଗଠନ କରିପାରନ୍ତି, ଯାହାର କି ବସ୍ତୁତ୍ୱ ଥାଏ (ଯେତେବେଳେ ଏହା ସ୍ଥିର ଥାଏ ।
ମାଲେସିଆ ଦକ୍ଷିଣ ପୂର୍ବ ଏସିଆର ଏକ ଦେଶ | ଏହା ଏକ ସଂଘୀୟ ରାଷ୍ଟ୍ର ଯେଉଁଥିରେ ୧୩ଟି ରାଜ୍ୟ ଅଛି | ଦକ୍ଷିଣ ଚୀନ ସାଗରଦ୍ୱାରା ଏହାକୁ ଦୁଇ ଭାଗରେ ବିଭକ୍ତ କରାଯାଇଛି | ଏହାର ମୁଖ୍ୟ ଭାଗ ମାଳୟ ଉପଦ୍ୱୀପରେ ଅଛି | ଏହାର ପଶ୍ଚିମ ଉପକୂଳରେ ମାଲାକା ଜଳପଥ ଏବଂ ପୂର୍ବ ଉପକୂଳରେ ଦକ୍ଷିଣ ଚୀନ ସାଗର ଅବସ୍ଥିତ| ଏହି ଦେଶର ଅନ୍ୟ ଅଂଶ, ବେଳେବେଳେ ପୂର୍ବ ମାଲେସିଆ ଭାବରେ ଜଣାଶୁଣା, ଦକ୍ଷିଣ ଚୀନ ସାଗରର ବୋର୍ନିଓ ଦ୍ୱୀପର ଉତ୍ତର ଭାଗରେ | ମାଳୟ ଉପଦ୍ୱୀପରେ ଥିବା କୁଆଲାଲମ୍ପୁର ଏହାର ରାଜଧାନୀ | ସଂଘୀୟ ରାଜଧାନୀ ନିକଟରେ ପୁତ୍ରଜୟାକୁ ସ୍ଥାନାନ୍ତରିତ ହୋଇଛି, ଯାହାକି ଏକ ନୂତନ ଭାବରେ ନିର୍ମିତ ସହର ଯାହାକି ପ୍ରଶାସନ ପାଇଁ ସ୍ୱତନ୍ତ୍ର ଭାବରେ ପରିକଳ୍ପିତ |
ମିଶ୍ରଧାତୁ ([Alloy; ଆଲଏ] Error: {{Lang-xx}}: text has italic markup (help)) ହେଉଛି ଏକ ବା ଏକାଧିକ ମୌଳିକମାନଙ୍କର ଏକ ମିଶ୍ରଣ ବା କଠିନ ଧାତବ ଦ୍ରବଣ । ଏକ ମିଶ୍ରଧାତୁ ନିମ୍ନୋକ୍ତ ମଧ୍ୟରୁ କୌଣସି ଗୋଟିଏ (କିମ୍ବା ଅଧିକ) ହୋଇଥାଇପାରେ: ମୌଳିକ ଗୁଡ଼ିକର ଏକ କଠିନ ଦ୍ରବଣ (ଗୋଟିଏ ଅବସ୍ଥା), ଧାତବ ଦ୍ରବଣ ଗୁଡ଼ିକର ମିଶ୍ରଣ (ଦୁଇ କିମ୍ବା ତତୋଽଧିକ ଅବସ୍ଥା) ଓ ଅର୍ଦ୍ଧ-ଧାତବ ଦ୍ରବଣର ଯୌଗିକ (ଅବସ୍ଥା ମଧ୍ୟରେ କୌଣସି ସ୍ୱତନ୍ତ୍ର ସୀମା ନଥାଏ) ।
ଭାରତୀୟ ସଂଖ୍ୟା ପ୍ରଣାଳୀରେ ଗଣିତର ଚାରୋଟି ମୌଳିକ କ୍ରିୟା ମଧ୍ୟରୁ ଗୁଣନ ଅନ୍ୟତମ । ଅନ୍ୟ ଚିନୋଟି ହେଲେ; ମିଶାଣ, ଫେଡାଣ ଓ ହରଣ । ପ୍ରକାରାନ୍ତରେ, ଗୁଣନ ପ୍ରକ୍ରିୟାରେ ସେହି ସଂଖ୍ୟାକୁ ବାରମ୍ବାର ଯୋଗ କରାଯାଏ । ଗାଣିତିକ ସଂକେତରେ ଏହି ପ୍ରକ୍ରିୟା × ଚିହ୍ନଦ୍ୱାରା (କଂପ୍ୟୁଟର ପଦ୍ଧତିରେ ∗ ଦ୍ୱାରା) ପ୍ରକାଶିତ । ଉଦାହରଣ ସ୍ୱରୂପ, ୩+୩+୩+୩(୪ ଥର ଯୋଗ)କୁ ୩ × ୪ = ୧୨ ଆକାରରେ ପ୍ରକାଶ କରାଯାଏ । ଅତିକମରେ ଦୁଇଟି ରାଶି ମଧ୍ୟରେ ଗୁଣନ କଲାବେଳେ ପ୍ରଥମେ ଗୁଣକ ଏବଂ ପରେ ଗୁଣ୍ୟକୁ ଲେଖାଯାଏ । ଯେପରିକି, ୩ × ୪= ୧୨ ରେ, ୩ ହେଉଛି ଗୁଣକ, ୪ ହେଉଛି ଗୁଣ୍ୟ ଏବଂ ୧୨ ହେଉଛି ଗୁଣଫଳ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ନଦୀ ହେଉଛି ଏକ ସ୍ୱତ ପ୍ରବାହିତ ଜଳବାହକ ,ଯେଉଁଥିରେ ସାଧାରଣତଃ ମିଠାଜଳ, ସମୁଦ୍ର କିମ୍ବା ଆଉ ଏକ ନଦୀରେ ଯାଇ ମିଶିଥାଏ ।ବେଳେ ବେଳେ ନଦୀ ଭୂମି ଭିତରେ ପ୍ରବାହିତ ହୋଇ ବସି ଯାଇଥାଏ । ନଦୀର କୌଣସି ପ୍ରକୃତ ସଂଜ୍ଞା ନଥାଏ । ଭୌଗଳିକ ଅବସ୍ଥିତି ନେଇ ଛୋଟ ଛୋଟ ନଦୀର ନାମ କାରଣ କର ଯାଇଥାଏ । ଉଦାହରଣ ସ୍ୱରୂପ ରନ ଆମେରିକାରେ , ବର୍ନ ସ୍କଟଲାଣ୍ଡରେ,ବେକ ଉତ୍ତର ଇଂଲଣ୍ଡଠାରେ । ନଦୀ ଜଳଚକ୍ରର ଏକ ଅଂଶ ଅଟେ ।
ହୃତ୍ପିଣ୍ଡ ହେଉଛି ସମସ୍ତ ମେରୁଦଣ୍ଡୀ ପ୍ରାଣୀଙ୍କ ଶରୀରରେ ଥିବା ଏକ ମାଂସଳ ଅଙ୍ଗ ଯାହା ମାନବ ଓ ଅନ୍ୟ ପଶୁମାନଙ୍କ ଦେହରେ ଥାଏ ଓ ରକ୍ତ ସଞ୍ଚାଳନ ପ୍ରଣାଳୀରେ ଥିବା ରକ୍ତନଳୀ ଭିତରକୁ ରକ୍ତ ପମ୍ପ କରେ । ରକ୍ତ ଶରୀରକୁ ଅମ୍ଳଜାନ ଓ ପୋଷକ (nutrients) ଯୋଗାଏ ତଥା ବିପାକ ଜନିତ ବର୍ଜ୍ୟବସ୍ତୁ ନିଷ୍କାସନରେ ସାହାଯ୍ୟ କରେ । ଛାତିର ମେଡ଼ିଆସ୍ଟାଇନମ୍ର ମଧ୍ୟ କୋଠରୀରେ ଏହା ଅବସ୍ଥିତ । ଅତି ଶକ୍ତ ମାଂସପେଶୀରେ ଗଠିତ ଏହି ଅଙ୍ଗର ଆକାର ହାତମୁଠା ପରି । ଏହା ନିୟମିତ ସଙ୍କୁଚିତ ଓ ପ୍ରସାରିତ ହୋଇ ଶରୀରରେ ରକ୍ତ ସଞ୍ଚାଳନ କରେ ।
ଲିଥିୟମ (ଏହା ଗ୍ରୀକ ଶବ୍ଦ ଲିଥୋସ୍ / Lithosରୁ ଅସିଛିମାନେ 'ପଥର') ହେଉଛି ଏକ ନରମ, ରୂପା ଭଳି ଧଳା ଦେଖାଯାଉଥିବା ଧାତୁ ଯାହାର ପ୍ରତୀକ Li ଓ ପରମାଣୁ କ୍ରମାଙ୍କ ୩ । ଏହା ଏତେ ନରମ ଯେ ଏହାକୁ ଛୁରିଦ୍ୱାରା ମଧ୍ୟ କଟା ଯାଇପାରିବ । ଏହା ଅନ୍ୟ ଧାତୁ ଗୁଡ଼ିକ ମଧ୍ୟରେ ସବୁଠାରୁ ହାଲୁକା କିନ୍ତୁ ଏହା ସାନ୍ଧ୍ରତା (density) ଜଳର ଅର୍ଦ୍ଧେକ । ( ବିଗ୍ ବ୍ୟାଙ୍ଗ୍ର ପ୍ରଥମ କ୍ଷଣରେ ତିଆରି ତିନୋଟି ଧାତୁ ଭିତରୁ ଲିଥିୟମ ଅନ୍ୟତମ । ଅନ୍ୟଦୁଇଟି ହେଲେ ଉଦଜାନ ଓ ହିଲିଅମ - ଜୋତିର୍ବିଦଙ୍କ ଅନୁସାରେ ଏହି ଦୁଇଟି ମୌଳିକର ପରିମାଣ ଲିଥିୟମଠାରୁ ଅନେକ ଗୁଣରେ ଅଧିକ । )
କୋଲୋଜିୟମ୍ (ଇଂରାଜୀରେ Colosseum ଏବଂ ଇଟାଲୀୟ ଭାଷାରେ କୋଲୋଜିଓ -Colosseo) ଇଟାଲୀର ରୋମ୍ ନଗରର କେନ୍ଦ୍ରରେସ୍ଥିତ ଏକ ବୃହତ୍ ଅଣ୍ଡାକୃତି ଆମ୍ପିଥିଏଟର ବା ରଙ୍ଗଭୂମି । ଏହା ଫ୍ଲାଭିଆନ୍ ଆମ୍ପିଥିଏଟର ନାମରେ ମଧ୍ୟ ବେଶ୍ ଜଣାଶୁଣା । ଟ୍ରାଭେର୍ଟାଇନ୍ ଚୂନପଥର, ଆଗ୍ନେୟ ଉଦ୍ଗୀରଣରୁ ସୃଷ୍ଟ ଟଫ୍ ପଥର, କାଠ ଓ କଂକ୍ରିଟ୍ ନିର୍ମିତ ଇଟାରେ ଏହି ରଙ୍ଗମଞ୍ଚ ଅଦ୍ୟାବଧି ବିଶ୍ୱରେ ନିର୍ମିତ ସର୍ବବୃହତ୍ ରଙ୍ଗମଞ୍ଚ । ରୋମାନ୍ ଫୋରମ୍ର ଠିକ୍ ପୂର୍ବ ପଟକୁ ଅଳ୍ପଦୂରରେ ଏହି ପ୍ରାଚୀନ ରଙ୍ଗମଞ୍ଚ ଅବସ୍ଥିତ । ଭେସ୍ପାସିଆନ୍ ରୋମ୍ର ସମ୍ରାଟ ଥିବାବେଳେ ଖ୍ରୀ. ୭୨ରେ ଏହାର ନିର୍ମାଣ କାର୍ଯ୍ୟ ପ୍ରାରମ୍ଭ ହୋଇଥିଲା ଓ ଭେସ୍ପାସିଆନ୍ଙ୍କ ଉତ୍ତରାଧିକାରୀ ଟାଇଟସ୍ଙ୍କ ଶାସନ କାଳରେ ଖ୍ରୀ. ୮୦ରେ ଏହାର ନିର୍ମାଣ କାର୍ଯ୍ୟ ସମାପ୍ତ ହୋଇଥିଲା । ଖ୍ରୀ.
ପ୍ରଯୁକ୍ତି ବିଦ୍ୟା ବା ଟେକ୍ନୋଲୋଜି ଶବ୍ଦଟି ପ୍ରାଚୀନ ଗ୍ରୀକ ଶବ୍ଦାଦ୍ୱୟ τέχνη, techne, "କଳା, କୌଶଳ, ହାତର ଚମତ୍କାରିତା"; ଏବଂ -λογία, -logia "ଅଧ୍ୟୟନ"ରୁ ଅସିଛି । ଏହା ବ୍ୟବହାରିକ ବିଜ୍ଞାନକୁ ସୁଚାଇଥାଏ । କୌଣସି ସମସ୍ୟାର ସମାଧାନ, ପୂର୍ବରୁ ପ୍ରଚଳିତ ସମାଧାନର ଉନ୍ନତି କିମ୍ବା ଜୀବନ ଧାରଣ ମାନରେ ଉନ୍ନତି ପାଇଁ କୌଣସି ଏକ ଯନ୍ତ୍ର, ଉପକରଣ, କଳା କିମ୍ବା କୌଶଳର ଗଠନ, ପରିବର୍ତ୍ତନ, ବ୍ୟବହାର ଓ ଜ୍ଞାନ ଆହରଣକୁ ଆମେ ପ୍ରଯୁକ୍ତି ବିଦ୍ୟା କହିଥାଉ ।
ଶିକ୍ଷା ଅକ୍ଷମତା ( LDs ), ଯାହା ଶିକ୍ଷା ବିକାର ଭାବରେ ମଧ୍ୟ ଜଣାଶୁଣା, ଏକ ଗୋଷ୍ଠୀ ବିକାର ଯେଉଁଥିରେ କୌଣସି କଥାର ଗ୍ରହଣ, ସଂଗଠନ, ମନେରଖିବା, ବୁଝିବା କିମ୍ବା ବ୍ୟବହାର କରିବାର କ୍ଷମତା ପ୍ରଭାବିତ ହୋଇଥାଏ । ବୁଦ୍ଧି ସାଧାରଣତଃ ସାଧାରଣ ଥାଏ । ପିଲାଦିନେ ବିଦ୍ୟାଳୟରେ ଅସୁବିଧା ଭୋଗ କରିବାଠାରୁ ଆରମ୍ଭ ହୁଏ । ପ୍ରାୟ ୮୦% କ୍ଷେତ୍ରରେ ପଢ଼ିବା ଅକ୍ଷମତା (dyslexia) ଦେଖାଯାଏ ଯେଉଁଥିରେ ଗଣିତ ପାଠ ଅକ୍ଷମତା (dyscalculia), ଲେଖିବା ଅକ୍ଷମତା (dysgraphia) ଏବଂ ଅଣମୌଖିକ ଅକ୍ଷମତା ସହିତ ଅନ୍ୟାନ୍ୟ ପ୍ରକାରର ଶିକ୍ଷା ଅସୁବିଧା ହୋଇଥାଏ ।
ଯୋଗ ଯାହାକି ପ୍ରାୟତଃ ଯୁକ୍ତ ଚିହ୍ନଦ୍ୱାରା ଲେଖାଯାଏ, ଗଣିତର ଚାରୋଟି ମୌଳିକ କ୍ରିୟା ମଧ୍ୟରୁ ଗୋଟିଏ; ଅନ୍ୟଗୁଡ଼ିକ ହେଲା ବିୟୋଗ, ଗୁଣନ ଏବଂ ହରଣ । ଦୁଇଟି ସଂଖ୍ୟାକୁ ମିଶାଇଲେ ତାହାର ମିଶାଣ ଫଳକୁ ହିଁ ଯୋଗ କୁହାଯାଏ । ଯେପରିକି ଡାହାଣପଟ ଛବିରେ ଦୁଇଟି ଏବଂ ତିନୋଟି ସେଉ ଅଛି, ସବୁ ସେଓକୁ ମିଶାଇଲେ ସମୁଦାୟ ପାଞ୍ଚଟି ସେଉ ହେବ । ଯେପରିକି ଗାଣିତିକ ଭାଷାରେ ୩ + ୨ = ୫
ମଧୁମେହ (ଇଂରାଜୀରେ Diabetes mellitus, ସଂକ୍ଷେପରେ DM, ଡାଏବେଟିସ ନାମରେ ପରିଚିତ) ରୋଗ ମେଟାବୋଲିକ ରୋଗମାନଙ୍କ ଏକ ଦଳକୁ ନିର୍ଦ୍ଦେଶ କରାଏ ଯେଉଁଥିରେ ରକ୍ତଶର୍କରା ସ୍ତର ଉଚ୍ଚ ଥାଏ ଅନେକ ଦିନ ପର୍ଯ୍ୟନ୍ତ । ଉଚ୍ଚ ସ୍ତରର ରକ୍ତଶର୍କରା ଥିବାର ଲକ୍ଷଣମାନ: ପଲିୟୁରିଆ ବା ଘନ ଘନ ପରିସ୍ରା ହୁଏ, ପଲିଡିପ୍ସିଆ ବା ଅଧିକ ଶୋଷ ହୁଏ ଓ ପଲିଫେଜିଆ ବା ଅଧିକ ଭୋକ ହୁଏ । ଚିକିତ୍ସିତ ନ ହେଲେ ଏହି ରୋଗର ଅନେକ ଜଟିଳତା ସୃଷ୍ଟି ହୁଏ । ସେଗୁଡ଼ିକ ନାମ - ଡାଏବେଟିକ କିଟୋଏସିଡୋସିସ ଓ ନନ୍କିଟୋଟିକ ହାଇପରଅସମୋଲାର କୋମା ବା ସାଧାରଣରେ ପରିଚିତ କୋମା । ସାଂଘାତିକ ଦୀର୍ଘକାଳୀନ ଜଟିଳତା ଗୁଡ଼ିକର ନାମ - ହୃତ୍ପିଣ୍ଡରକ୍ତନଳୀ ରୋଗ, ସ୍ଟ୍ରୋକ୍, ବୃକ୍କ ଫେଲ୍, ପାଦ ଘାଆ ଓ ଡାଏବେଟିସ ଜନିତ ରେଟିନୋପାଥି
ସାର୍କ (ଇଂରାଜୀ ଭାଷାରେ Sharks) ଏକ ପ୍ରକାର (elasmobranch ) ମାଛ ଦଳକୁ ବୁଝାଏ ଯାହାର ଉପାସ୍ଥିରେ ଗଢ଼ା କଙ୍କାଳ (cartilaginous skeleton) ଥାଏ, ୫-୭ ଗାଲିସି ଫାଙ୍କ (gill slits) ଉଭୟ ପାଖ ମଥାରେ ଥାଏ ଓ ମୁଣ୍ଡ ସହ ସଂଯୁକ୍ତ ହୋଇନଥିବା ପେକ୍ଟୋରାଲ ଫିନ (pectoral fins) ଥାଏ । ଅଧୁନା ସାର୍କମାମନଙ୍କୁ କ୍ଲେଡ (clade) ସେଲାସିମର୍ଫ ଓ ଭଗିନୀ ଦଳକୁ (sister group) ବାଟଏଡିଆ (rays), ଏହି ଦୁଇ ଦଳରେ ବିଭକ୍ତ କରାଯାଉଛି ।
ଷ୍ଟିଭେନ ପଲ ଜବ୍ସ ((; ଫେବୃଆରୀ ୨୪, ୧୯୫୫ – ଅକ୍ଟୋବର ୫, ୨୦୧୧) ଜଣେ ଆମେରିକୀୟ କମ୍ପ୍ୟୁଟର ବିଜ୍ଞାନୀ ଥିଲେ । ସେ ଆପଲ କମ୍ପାନୀର ସହ ସ୍ଥାପକ ଓ ମୁଖ୍ୟ ଅଧ୍ୟକ୍ଷ ମଧ୍ୟ ଥିଲେ;pixar animation studios ର ମୁଖ୍ୟ ଅଧ୍ୟକ୍ଷ ; the Walt Disney companyର ନିୟଂତ୍ରକ ମଣ୍ଡଳିର ସଦସ୍ୟ ମଧ୍ୟ ଥିଲେ।ସେ NeXT.incର ଉଦ୍ଭାବକ ଓ ମୁଖ୍ୟ ଅଧକ୍ଷ ମଧ୍ୟ ଥିଲେ। ସେ ୧୯୭୦ micro computer revolutionର ଆଦିମ ଆବିଷକର୍ତା ଭାବେ ଜଣଶୁଣା। ତାଙ୍କ ଦେହାନ୍ତ ପରେ ତାଙ୍କ ଜୀବନୀ ଲେଖକ ତାଙ୍କୁ ବର୍ଣ୍ଣନା କରି ଲେଖିଛନ୍ତି ଯେ "ତାଙ୍କ ପରିବର୍ତ୍ତନ ପାଇଁ ଆବେଗ ଏବଂ ଉତ୍ସାହ" ତାଙ୍କୁ 6ଟି ବଡ଼ କମ୍ପାନୀରେ ପରିବର୍ତ୍ତନ ଆଣିବା ପାଇଁ ସହାୟକ ହୋଇଥିଲା।
ପ୍ରବହମାନ ଜଳର ଯାନ୍ତ୍ରିକ ଶକ୍ତି ବା ଗଚ୍ଛିତ ଜଳର ସ୍ଥିତିଜ ଶକ୍ତି ବିଦ୍ୟୁତ୍ ଶକ୍ତିରେ ରୂପାନ୍ତରିତ ହେଲେ ତାହାକୁ ଜଳ ବିଦ୍ୟୁତ୍ । ଏକ ଆକଳନ ଅନୁସାରେ ୨୦୧୫ରେ ବିଶ୍ୱରେ ଉତ୍ପାଦିତ ସମସ୍ତ ବିଦ୍ୟୁତ୍ ଶକ୍ତିର ପ୍ରାୟ ୧୬.୬% ଏବଂ ନବୀକରଣୀୟ ଉତ୍ସରୁ ଜାତ ବିଦ୍ୟୁତ୍ ଶକ୍ତିର ପ୍ରାୟ ୭୦% ଅଂଶ ଜଳ ବିଦ୍ୟୁତରୁ ମିଳିଥାଏ । ଏହି ପରିମାଣ ପ୍ରତି ବର୍ଷ ହାରାହାରି ୩.୧% ହିସାବରେ ଏହା ଆଗାମୀ ୨୫ ବର୍ଷ ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ଅନୁମାନ କରାଯାଉଛି । ୨୦୧୩ର ଏକ ଗଣନା ଅନୁସାରେ ବିଶ୍ୱର ପ୍ରାୟ ୧୫୦ଟି ଦେଶରେ ଜଳ ବିଦ୍ୟୁତ୍ ଉତ୍ପାଦନ କରାଯାଏ । ସମଗ୍ର ଜଳ ବିଦ୍ୟୁତର ପ୍ରାୟ ୩୩% ଏସିଆର ପ୍ରଶାନ୍ତ ମହାସାଗର ତଟବର୍ତ୍ତୀ ଦେଶମାନଙ୍କରୁ ମିଳେ । ତନ୍ମଧ୍ୟରୁ ଜଳ-ବିଦ୍ୟୁତ୍ ଉତ୍ପାଦନରେ ଚୀନ ପ୍ରଥମ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.