ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଷ୍ଟିଭେନ ପଲ ଜବ୍ସ ((; ଫେବୃଆରୀ ୨୪, ୧୯୫୫ – ଅକ୍ଟୋବର ୫, ୨୦୧୧) ଜଣେ ଆମେରିକୀୟ କମ୍ପ୍ୟୁଟର ବିଜ୍ଞାନୀ ଥିଲେ । ସେ ଆପଲ କମ୍ପାନୀର ସହ ସ୍ଥାପକ ଓ ମୁଖ୍ୟ ଅଧ୍ୟକ୍ଷ ମଧ୍ୟ ଥିଲେ;pixar animation studios ର ମୁଖ୍ୟ ଅଧ୍ୟକ୍ଷ ; the Walt Disney companyର ନିୟଂତ୍ରକ ମଣ୍ଡଳିର ସଦସ୍ୟ ମଧ୍ୟ ଥିଲେ।ସେ NeXT.incର ଉଦ୍ଭାବକ ଓ ମୁଖ୍ୟ ଅଧକ୍ଷ ମଧ୍ୟ ଥିଲେ। ସେ ୧୯୭୦ micro computer revolutionର ଆଦିମ ଆବିଷକର୍ତା ଭାବେ ଜଣଶୁଣା। ତାଙ୍କ ଦେହାନ୍ତ ପରେ ତାଙ୍କ ଜୀବନୀ ଲେଖକ ତାଙ୍କୁ ବର୍ଣ୍ଣନା କରି ଲେଖିଛନ୍ତି ଯେ "ତାଙ୍କ ପରିବର୍ତ୍ତନ ପାଇଁ ଆବେଗ ଏବଂ ଉତ୍ସାହ" ତାଙ୍କୁ 6ଟି ବଡ଼ କମ୍ପାନୀରେ ପରିବର୍ତ୍ତନ ଆଣିବା ପାଇଁ ସହାୟକ ହୋଇଥିଲା।
ଉଇଲିୟମ୍ ହେନେରୀ ବିଲ୍ ଗେଟ୍ସ୍ ୩ (ଜନ୍ମ ଅକ୍ଟୋବର୍ ୨୮, ୧୯୫୫) ଜଣେ ଆମେରିକୀୟ ବ୍ୟବସାୟୀ,ନିବେଶକ ଏବଂ ପ୍ରୋଗ୍ରାମର୍ । ୧୯୭୫ ମସିହାରେ ଗେଟ୍ସ୍ ଏବଂ ପଉଲ୍ ଆଲେନ୍ ମାଇକ୍ରୋସଫ୍ଟର ଆବିଷ୍କାର କରିଥିଲେ ଯାହାକି ବିଶ୍ୱର ସର୍ବବୃହତ୍ ପିସି ସଫ୍ଟୱେୟର୍ କମ୍ପାନୀ ଅଟେ । ମାଇକ୍ରୋସଫ୍ଟରେ କାମ କରୁଥିବା ସମୟରେ ସେ ଚେୟାରମ୍ୟାନ୍, ସିଇଓ ଏବଂ ମୁଖ୍ୟ ସଫ୍ଟୱେୟର୍ ଆର୍କିଟେକ୍ଟ୍ ଏବଂ ୨୦୧୪ ମେ ମାସ ପର୍ଯ୍ୟନ୍ତ ସର୍ବବୃହତ୍ ଅଂଶର ଅଧିକାରୀ ଥିଲେ । ଗେଟସ୍ ବିଭିନ୍ନ ପୁସ୍ତକର ଲେଖକ ଏବଂ ଉପଲେଖକ ଅଟନ୍ତି ।
ଭାରତୀୟ ସମ୍ବିଧାନ ଏକ ଗଣତାନ୍ତ୍ରିକ ସାଧାରଣତନ୍ତ୍ର ସ୍ଥାପନ କରିଛି ।ତେଣୁ ସାଧାରଣତନ୍ତ୍ରରେ ଏହାର ଅଧିକାରୀମାନଙ୍କ କାର୍ଯ୍ୟକାରିତା କେତେ ସ୍ୱଚ୍ଛ, ଦୁର୍ନୀତିମୁକ୍ତ, ସୀମିତ ସମ୍ବଳର ସର୍ବୋଚ୍ଚ ବିନିଯୋଗ କିପରି ହେଉଛି ,ଦୁର୍ନୀତିର ନିରାକରଣ ତଥା ସରକାର ଓ ଏହାର ପରିକରଣଗୁଡିକୁ ଶାସିତମାନଙ୍କ ନିକଟରେ ଉତ୍ତରଦାୟୀ କରିବା ପାଇଁ ସୂଚନା ଅଧିକାର ଆଇନ କାର୍ଯ୍ୟ କରୁଅଛି ।ଜୀବନ, ସ୍ୱତନ୍ତ୍ରତା ଓ ନିରାପତ୍ତାର ଅଧିକାର ହେଉଛି ସର୍ବାଧିକ ଗୁରୁତ୍ତ୍ୱପୂର୍ଣ୍ଣ ଅଧିକାର ଯାହାମଧ୍ୟରେ ଅନ୍ତର୍ଗତ ରହିଛି ସୂଚନା ଅଧିକାର ଭଳି ଅନ୍ୟ କେତକ ଅଧିକାର।ଏହା ଭାରତୀୟ ମୌଳିକ ଅଧିକାର ଅନ୍ତର୍ଗତ ୧୯ ଧାରାରେ ଦିଆଯାଇଥିବା ବଚ଼ନ ଓ ଅଭିବ୍ୟକ୍ତିର ସ୍ୱାଧୀନତାର ଅର୍ନ୍ତଭୁକ୍ତ । ଏହାଦ୍ୱାରା ଜନସାଧାରଣମାନେ କୌଣସି ବିଷୟରେ ମଧ୍ୟ ସୂଚନା ପାଇପାରିବେ ।ସରକାରୀ କର୍ତ୍ତୃପକ୍ଷ ନିୟନ୍ତ୍ରଣରେ ଥିବା ତଥ୍ୟ ସମୂହର ସୂଚନା ସଂଗ୍ରହ ପାଇଁ ନାଗରିକମାନଙ୍କର ଅଧିକାରକୁ ରୂପାୟନ କରାଇ ସେମାନଙ୍କୁ ସୂଚନା ପ୍ରଦାନ କରିବା ଏହି ଅଧିକାରର କାର୍ଯ୍ୟ ।ଏଥିପାଇଁ କେନ୍ଦ୍ର ସୂଚନା ଆୟୋଗ ଏବଂ ରାଜ୍ୟରେ ରାଜ୍ୟ ସୂଚନା ଆୟୋଗ ରହିବେ ।ଏଥିସହ ସଂପୃକ୍ତ ଆନୁସଙ୍ଗିକ ବିଷୟଗୁଡିକ ନିମନ୍ତେ ବ୍ୟବସ୍ଥା କରିବା ପାଇଁ ଏହି ଅଧିନିୟମ ରହିଛି ।
'ରବୀନ୍ଦ୍ରନାଥ ଠାକୁର ' ( (listen); Bengali pronunciation: [robind̪ro nat̪ʰ ʈʰakur]), (୧୮୬୧-୧୯୪୧) ଏକାଧାରରେ ଜଣେ କବି, ଚିତ୍ରଶିଳ୍ପୀ, ସଂଗୀତଜ୍ଞ, ଶିକ୍ଷାବିତ, ଗାଳ୍ପିକ ଓ ଦାର୍ଶନିକ ଥିଲେ । ତାଙ୍କୁ ବଙ୍ଗଳା ଭାଷାର ସର୍ବଶ୍ରେଷ୍ଠ ସାହିତ୍ୟକ ବୋଲି ଧରାଯାଏ । ଭାରତୀୟ ଭାଷା ଅନୁସାରେ ତାଙ୍କ ନାମ ରବିଦ୍ରନାଥ ଠାକୁର ଥିଲା । ତାଙ୍କୁ "ବଙ୍ଗଳାର ପକ୍ଷୀ" ବୋଲି ଆଖ୍ୟା ଦିଆଯାଇଥିଲା ।ଭାରତୀୟମାନଙ୍କ ମଧ୍ୟରେ ସେ ସର୍ବ ପ୍ରଥମେ ନୋବେଲ ପୁରସ୍କାର ଲାଭ କରିଥିଲେ । ଟାଗୋର ବହୁତ ଗଳ୍ପ, କବିତା, ଓ ନାଟକ ରଚନା କରିଥିଲେ ଓ ତା' ସହ ବହୁତ ଗୀତ ଓ ସଙ୍ଗୀତ ଲେଖିଥିଲେ । ରବୀନ୍ଦ୍ରନାଥଙ୍କ ୫୨ଟି କାବ୍ୟଗ୍ରନ୍ଥ, ୩୮ଟି ନାଟକ, ୧୩ଟି ଉପନ୍ୟାସ, ୩୬ଟି ପ୍ରବନ୍ଧ, ୯୬ କ୍ଷୁଦ୍ର ଗଳ୍ପ ଓ ୧୯୧୫ ସଙ୍ଗୀତ ପ୍ରକାଶିତ ହୋଇସାରିଛି । ରବୀନ୍ଦ୍ରନାଥଙ୍କ ରଚନା ବିଭିନ୍ନ ଭାଷାରେ ଅନୁବାଦିତ ହୋଇସାରିଛି । ଗୀତାଞ୍ଜଳିର ଲେଖକ ଓ ତାଙ୍କର ଗଭୀର ସମ୍ବେଦନଶୀଳ, ତାଜା, ସୁମଧୁର କବିତା; ୧୯୧୩ ମସିହାରେ ଗୀତାଞ୍ଜଳି କବିତାଗ୍ରନ୍ଥର ଇଂରାଜୀ ଅନୁବାଦ ପାଇଁ ସେ ନୋବେଲ ପୁରସ୍କାର ଲାଭ କରିଥିଲେ । ତାଙ୍କଦ୍ୱାରା ରଚିତ ସଂଗୀତ ୨ଟି ଦେଶ, ନିଜ ନିଜ ଦେଶର ଜାତୀୟ ସଂଗୀତ ଭାବେ ବାଛି ନେଇଛନ୍ତି: ଭାରତ "ଜନ ଗଣ ମନ" ଓ ବାଂଲାଦେଶ "ଆମର୍ ସୋନାର ବଙ୍ଗଲା" । ଶ୍ରୀଲଙ୍କାର ଜାତୀୟ ସଂଗୀତ ମଧ୍ୟ ଟାଗୋରଙ୍କଠାରୁ ପ୍ରେରଣା ଲାଭ କରିଥିଲା ।
ମାର୍ଭେଲ କମ୍ପାନୀଟି Marvel worldwide inc ନାମରେ ନାମିତ,ଏହା ୧୯୬୧ ମସିହାରେ ପ୍ରତିଷ୍ଠିତ ହୋଇଥିଲା । ମାର୍ଭେଲ ହାସ୍ୟକର ସଙ୍ଗଠନ ଗୋଟିଏ ଆମେରିକାର ହାସ୍ୟକର ଏବଂ ଏହା ସମ୍ପର୍କିତ ମାଧ୍ୟମର ଏକ ପୁସ୍ତକ। ଏହାପରେ ୨୦୦୯ ରେWalt Disney କମ୍ପାନୀ ବିଶ୍ୱର ସବୁ ମୁଖ୍ୟ ମାର୍ଭେଲ କମ୍ପାନୀକୁ ଅଧିକୃତ କଲା।ମାର୍ଭେଲ ୧୯୩୯ ମସିହାରେ ଗୋଟେ ସମୟୋଚିତ ପ୍ରକାଶନTimely publication ରୂପରେ ଆରମ୍ଭ ହେଲା ଏବଂ ପରବର୍ତ୍ତୀ ସମୟରେ ଏହା ୧୯୫୦ରେ Atlas comics ନାମରେ ପରିଣତ ହେଲା। ୧୯୬୧ ମସିହାରେ ମାର୍ଭେଲ ତାର ଆଧୁନିକ ଜଗତରେ ପଦାର୍ପଣ କରିଥିଲା ଯେତେବେଳେ ସେ ତାର ପ୍ରଥମ ଆଧୁନିକ ଚଳଚ୍ଚିତ୍ର ଫାଣ୍ଟାଷ୍ଟିକ୍ ଫୋର ମୁକ୍ତିଲାଭ କଲା।ଏହାଛଡା ସେ ଅନେକ କାଳ୍ପନିକ ସୁପେରହିରୋମାନଙ୍କ ଚଳଚ୍ଚିତ୍ର ମଧ୍ୟ ମୁକ୍ତିଲାଭ କରିଥିଲା ଯେଉଁଗୁଡିକ ଷ୍ଟିଭ୍ ଡ଼ିଟ୍କୋ,ଷ୍ଟାନ୍ ଲି, ଜ୍ୟାକ କୀର୍ବୀଙ୍କଦ୍ୱାରା ଲିଖିତ। ମାର୍ଭେଲର ପ୍ରସିଦ୍ଧ ବୀରଗୁଡ଼ିକ ହେଲେ ଆଇରନ ମ୍ୟାନ, ସୁପର ମ୍ୟାନ, ଆଂଟ୍ ମ୍ୟାନ, ଡେଡ଼ପୁଲ, ଥର, ହଲକ୍,ଓଲ୍ଭରିନ, କ୍ୟାପ୍ଟେନ ଆମେରିକା ଏବଂ ସୁପେରହିରୋ ମାନଙ୍କ ଗୋଷ୍ଠୀଗୁଡ଼ିକ ହେଲା ଅଭେଞ୍ଜର୍ସ, ଏକ୍ସ-ମେନ, ଗାରଡିଆନ ଅଫ ଦି ଗ୍ୟାଲାକ୍ସି,ଫାଣ୍ଟାଷ୍ଟିକ୍ ଫୋର। ମାର୍ଭେଲର ମୁଖ୍ୟ ଖଳନାୟକ ଚରିତ୍ରଗୁଡ଼ିକ ହେଲେ ଡକ୍ଟର ଡ୍ରୁମ, ଗ୍ରୀନ ଗୋବ୍ଲିନ, ଡକ୍ଟର ଅକ୍ଟୋପ୍ସ, ଦି ଏନଚଁଟ୍ରେସ, ଥାନୋସ,ଅଲଟ୍ରନ୍, ଲୋକୀ, ମାଗ୍ନେଟୋ ଇତ୍ୟାଦି।ଅଧିକାଂଶ ମାର୍ଭେଲ ଚଳଚ୍ଚିତ୍ର ଗୋଟିଏ କାଳ୍ପନିକ ଦୁନିଆରେ ହିଁ ସୃଷ୍ଟି ହୁଏ ଯାହା କି ମାର୍ଭେଲ ଜଗତ ନାମରେ ଜଣାଯାଏ, ଯାହାକି ବାସ୍ତବ ଦୁନିଆର ପ୍ରତିବିମ୍ବ ସଦୃଶ। ସ୍ପଇଡର ମ୍ୟାନ, ଦି ଅଭେଞ୍ଜରସ,ଦି ଫାଣ୍ଟାଷ୍ଟିକ୍ ଫୋର, ଡକ୍ଟର ସ୍ଟ୍ରେଞ୍ଜ ପରି ଚରିତ୍ରଗୁଡ଼ିକ ନିଉୟର୍କ ସହର ଉପରେ ଆଧାରିତ। ଏକ୍ସ-ମେନ ପରି ଚଳଚ୍ଚିତ୍ର ମଧ୍ୟ ଐତିହାସିକ ରୂପେ ନିଉୟର୍କ ସହରର ସାଲେମ୍ କେନ୍ଦ୍ର ସହ ଜଡ଼ିତ। ଏବଂ ହଲକ୍ର କାହାଣୀ ମଧ୍ୟ ଦକ୍ଷିଣ-ପଶ୍ଚିମ ଆମେରିକାରେ ଆରମ୍ଭ ହୋଇଥିଲା। ସମ୍ପୂର୍ଣ୍ଣ ରୂପେ କହୁବାକୁ ଗଲେ ମାର୍ଭେଲର ସବୁ ଚରିତ୍ର ନିଉୟର୍କ ସହର ସହ ଜଡ଼ିତ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଲିପି ଜଣେ ଓଡ଼ିଆ ଆଲବମ ଏବଂ କଥାଚିତ୍ର ଅଭିନେତ୍ରୀ । ମୁଁ ବିନା ଘୁଙ୍ଗୁରରେ ନାଚିବି ଆଲବମ୍ ଜରିଆରେ ଆଲବମ୍ ଦୁନିଆରେ ପ୍ରଥମ ଅଭିନୟ ଆରମ୍ଭ କରିଥିଲେ । ସେ ପାଖାପାଖି ୩୦୦୦ଟି ଆଲବମ୍ରେ ଅଭିନୟ କରିଥିଲେ । ୨୦୦୫ରେ ପ୍ରଶାନ୍ତ ନନ୍ଦ ଙ୍କ ନିର୍ଦ୍ଦେଶିତ ଓମ୍ ଶାନ୍ତି ଓମ୍ ଚଳଚ୍ଚିତ୍ରରେ ଲିପି ପ୍ରଥମେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ Jayaprakash Mohanty ଙ୍କ ନିର୍ଦ୍ଦେଶିତ ବ୍ୟାଡ଼୍ ଗାର୍ଲ 'ତୁ ମୋରି ପାଇଁ' ଚଳଚ୍ଚିତ୍ରରେ ନାୟିକା ଭାବରେ ଅଭିନୟ କରିଥିଲେ । ପରେ Daddy, Galpa Nuhe Alpa Dinara, Mimansa ଭଳି ଚଳଚ୍ଚିତ୍ର ରେ ମୁଖ୍ୟ ନାୟିକା ଭାବେ ଅଭିନୟ କରିଛନ୍ତି। ଲିପି ଅନୁଭବ ମହାନ୍ତି ଙ୍କ ଠାରୁ ଆରମ୍ଭ କରି Akash Das Nayak ଭଳି ବରିଷ୍ଠ କଳାକାର ଙ୍କ ସହିତ ଅଭିନୟ କରିଛନ୍ତି।
ଭୁବନେଶ୍ୱର ଭୁବନେଶ୍ୱର ଓଡ଼ିଶାର ରାଜଧାନୀ । ଭୁବନେଶ୍ୱରକୁ ୧୯୬୮ ମସିହାରେ ଓଡ଼ିଶାର ରାଜଧାନୀ ଭାବେ ସ୍ଥାପିତ ହେଲା । ଏହି ନଗର, ଯାହାକି ଏକ ଗାଁ ଥିଲା, ପାଖାପାଖି ଦୁଇହଜାର ବର୍ଷ ପୁରୁଣା । ଭୁବନେଶ୍ୱରରେ ବିଭିନ୍ନ କାଳର ପ୍ରାୟ ୬୦୦ ମନ୍ଦିର ଅଛି| ସେଥିପାଇଁ ଏହାକୁ ମନ୍ଦିର ମାଳିନୀ ନଗର ବି କୁହାଯାଏ । ଏହି ମନ୍ଦିରମାନଙ୍କ ମଧ୍ୟରେ ଲିଙ୍ଗରାଜ ମନ୍ଦିର, ରାଜାରାଣୀ ମନ୍ଦିର, ମୁକ୍ତେଶ୍ୱର ଦେଉଳ ଆଦି ଦେଶ ବିଦେଶରେ ପରିଚିତ । ମନ୍ଦିରଗୁଡ଼ିକ କଳିଙ୍ଗ ଗଠନଶୈଳୀରେ ତିଆରି ହୋଇଛି । ପୂର୍ବ ଭାରତରେ ପୁରୀ, କୋଣାର୍କ ଓ ଭୁବନେଶ୍ୱରକୁ ସ୍ୱର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ, ଯାହା ପର୍ଯ୍ୟଟକମାନଙ୍କଦ୍ୱାରା ବିଶେଷ ଆଦୃତ ହୋଇଛି ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଭୂମିକା ଦାଶ ଜଣେ ଓଡ଼ିଆ କଥାଚିତ୍ର ଅଭିନେତ୍ରୀ । ସେ ୨୦୧୩ ମସିହାରେ ଓଡ଼ିଆ କଥାଚିତ୍ର ରୁମ୍କୁ ଝୁମାନା ଚଳଚ୍ଚିତ୍ରରେ ଜଣେ ଶିଶୁ କଳାକାର ଭାବରେ ଅଭିନୟ ଆରମ୍ଭ କରିଥିଲେ । ଏହା ପରେ ସେ ଗପ ହେଲେ ବି ସତ ଚଳଚ୍ଚିତ୍ରରେ ମଧ୍ୟ ଜନେ ଶିଶୁ କଳାକାର ଭାବରେ ଅଭିନୟ କରିଥିଲେ । ୨୦୧୭ ମସିହାରେ ଭୂମିକା ନବମ ଶ୍ରେଣୀରେ ପଢ଼ୁଥିବା ବେଳେ ତରଙ୍ଗ ସିନେ ପ୍ରଡକ୍ସନ୍ର ୭ମ ଚଳଚ୍ଚିତ୍ର ତୁ ମୋ ଲଭ୍ ଷ୍ଟୋରୀ ଚଳଚ୍ଚିତ୍ରରେ ସେ ପ୍ରଥମ ଥର ପାଇଁ ନାୟିକା ଭାବରେ ଅଭିନୟ କରିଥିଲେ । ଭୂମିକା ଓଡ଼ିଶୀ ନୃତ୍ୟ ଶିକ୍ଷା କରିଛନ୍ତି ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
"ସତ୍ୱ ଖ୍ରୀଷ୍ଟ ଗିର୍ଜା ଘର" ଗୋଟିଏ ସ୍ୱାଧୀନ ଗିର୍ଜା ଘର, ୧୯୧୭ ମସିହାରେ ସଙ୍ଘାଇ,ଚୀନଠାରେ ପ୍ରତିଷ୍ଠା ହୋଇଥିଲା | ବର୍ତ୍ତମାନ ୪୮ ଦେଶ ଓ ୬ ମହାଦେଶରେ ଏହାର ୨.୫ ନିଯୁତରୁ ଅଧିକ ସଦସ୍ୟ ଅଛନ୍ତି । ଗିର୍ଜା ଘରଟି ଖ୍ରୀଷ୍ଟ ଧର୍ମ ବିରୋଧୀ/protestant ଶାଖା ଅନ୍ତର୍ଭୁକ୍ତ ଯାହାକି ବିଂଶ ଶତାବ୍ଦୀ ପ୍ରାରମ୍ଭରେ ନଜରକୁ ଅସିଥିଲା । ୧୯୩୨ ମସିହାରେ ଗିର୍ଜା ଘରଟିର ଶାଖା ଭାରତରେ ପ୍ରତିଷ୍ଠିତ ହୋଇଥିଲା । ସେମାନେ ଖ୍ରୀଷ୍ଟ ଧର୍ମ ବାଣୀ ପ୍ରତ୍ୟେକ ଦେଶରେ ପ୍ରଚାର କରିବାକୁ ଲକ୍ଷ୍ୟ ରଖିଛନ୍ତି ଯାହା ସେମାନେ ଖ୍ରୀଷ୍ଟଙ୍କ ଦ୍ୱିତୀୟ ପର ଅବତାର ପର୍ଯ୍ୟନ୍ତ ଚାଲୁ ରଖିବେ ।
ସ୍ପ୍ରିଙ୍ଗ ଫ୍ରେମୱାର୍କ(Spring Framework) ହେଉଛି ଜାଭା (ପ୍ରୋଗ୍ରାମିଂ ଭାଷା) ପାଇଁ ଗୋଟିଏ ଆପ୍ଲିକେସନ୍ ଫ୍ରେମୱାର୍କ ଓ ଇନଭର୍ସନ ଅଫ୍ କଣ୍ଟ୍ରୋଲ କଣ୍ଟେନର (inversion of control container)। ଏହି ଫ୍ରେମୱାର୍କର ଏକ ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଏହାକୁ ଆମେ ଯେକୌଣସି ଜାଭା ଆପ୍ଲିକେସନ୍ ପାଇଁ ବ୍ୟବହାର କରିପାରିବା, କିନ୍ତୁ ଏଥିରେ ଜାଭା ଇଇ(Java EE)କୁ ବ୍ୟବହାର କରି ୱେବ ଆପ୍ଲିକେସନ୍ସ(web applications) ଗୁଡିକୁ ଗଢିବା ପାଇଁ କିଛି ପଦ୍ଧତି ସଂପ୍ରସାରଣ କରାଯାଇଛି । ଯଦିଓ ଏହି ଜାଭା ଫ୍ରେମୱାର୍କର କିଛି ସେମିତି ବିନିର୍ଦ୍ଦିଷ୍ଟ ଗୁଣ ନାହିଁ ତଥାପି ଏହା ଜାଭା ସମାଜଦ୍ୱାରା ଅଧିକା ଲୋକପ୍ରିୟ ହୋଇଛି ଏବଂ ଏହା ଇଜେବି(Enterprise JavaBeans) ମଡେଲର ପୁନଃସ୍ଥାପନ ବୋଲି କୁହାଯାଉଛି । ସ୍ପ୍ରିଙ୍ଗ ଫ୍ରେମୱାର୍କ ଇଣ୍ଟରନେଟ୍ରେ ସଂପୂର୍ଣ୍ଣ ମୁକ୍ତ ଭାବେ ଉପଲବ୍ଢ ।
ଓଡ଼ିଶାର ହିନ୍ଦୁ ଧର୍ମର ବ୍ରାହ୍ମଣ ଜାତି ଉତ୍କଳ ବ୍ରାହ୍ମଣ ନାମରେ ଜଣା । ଏମାନେ ଏବେକାର ଓଡ଼ିଶା, ପଶ୍ଚିମ ବଙ୍ଗ, ଛତିଶଗଡ଼, ଆନ୍ଧ୍ର ପ୍ରଦେଶ ଓ ଝାଡ଼ଖଣ୍ଡରେ ବସବାସ କରିଥାନ୍ତି । ଏହି ବ୍ରାହ୍ମଣଗୋଷ୍ଠୀଗୁଡ଼ିକର ମାତୃଭାଷା ଓଡ଼ିଆ ତଥା ସମୁଦାୟ ଓଡ଼ିଆ ଜନସଂଖ୍ୟାର ୯% ଭାଗ ଏହିମାନେ ଅଧିକାର କରିଛନ୍ତି । ଏମାନଙ୍କ ଗୁଣସୂତ୍ର ବା କ୍ରୋମୋଜୋମ ଗୁଡ଼ିକ ମଧ୍ୟଏସିଆ ଓ ଉତ୍ତର ଭାରତର ଅନେକ ଜନଜାତି ସହ ମିଳିଥାଏ । କୁହାଯାଏ କି ପୁରାତନ ଯୁଗରେ କଳିଙ୍ଗ ଏକ ବ୍ରାହ୍ମଣ ବିହୀନ ସାମ୍ରାଜ୍ୟ ଥିଲ। । ପ୍ରଥମରୁ ଅଷ୍ଟମ ଶତାବ୍ଦୀ ମଧ୍ୟରେ ଉତ୍ତର ଭାରତର ଗଙ୍ଗା ନଦୀ କୁଳରୁ ଅନେକ ବ୍ରାହ୍ମଣ କଳିଙ୍ଗ ରାଜାଙ୍କ ନିମନ୍ତ୍ରଣରେ କଳିଙ୍ଗ ପ୍ରଦେଶକୁ ଆସି ଯାଜପୁରର ବୈତରଣୀ ନଦୀ କୁଳରେ ବସବାସ କରିବା ଆରମ୍ଭ କଲେ । କାଳକ୍ରମେ ସେମାନେ ଓଡ଼ିଶାର ବାକି ଜାଗାମାନଙ୍କରେ ବାସ କରିବା ଆରମ୍ଭକଲେ। ଚୀନର ଦାର୍ଶନିକ ହୁଏନସାଂ ମଧ୍ୟ ତାଙ୍କ ଲେଖାରେ ଉତ୍କଳ ବ୍ରାହ୍ମଣମାନଙ୍କ ହୋମଯଜ୍ଞ ଓ ବୈତରଣୀ ନଦୀ କୁଳରୁ ଉଠୁଥିବା ହୋମ ଧୂଆଁ ବିଷୟରେ ବର୍ଣ୍ଣନା କରିଛନ୍ତି । ଉତ୍କଳ ବ୍ରାହ୍ମଣମାନଙ୍କର କିଛି ଉପନାମ ଦାଶ, ମିଶ୍ର, ରଥ, କର, ଆଚାର୍ଯ୍ୟ, ତ୍ରିପାଠୀ, ଷଡ଼ଙ୍ଗୀ, ଶର୍ମା, ଦାଶଶର୍ମା, ରଥଶର୍ମା, ନନ୍ଦ, ପଣ୍ଡା, ପାଢୀ, ପାଣି, ପାଣିଗ୍ରାହୀ, ପୁଜାପଣ୍ଡା, ବଡ଼ପଣ୍ଡା, ମହାପାତ୍ର, ଶତପଥୀ, ଓତା ଓ ହୋତା ଇତ୍ୟାଦି ।
ରାଇମତି ଘିଉରିଆ କୋରାପୁଟ ଜିଲ୍ଲାର ନୁଆଗୁଡା ଗ୍ରାମରେ ଜନ୍ମିତ ଏବଂ ଭାରତର ରାଷ୍ଟ୍ରପତିଙ୍କଦ୍ୱାରା ଡକ୍ଟରେଟ ଉପାଧୀରେ ସମ୍ମାନିତ ଚାଷୀ । ସେ ୭୨ ସ୍ୱଦେଶୀ ଧାନ ବିହନ କିସମ ସହିତ ୩୦ କିସମର ମାଣ୍ଡିଆ ନିଜ ଜମିରେ ଚାଷ କରି ସେଗୁଡିକର ସଂରକ୍ଷଣ କରିପାରିଛନ୍ତି । ଭିନ୍ନ ଭିନ୍ନ କିସମର ମାଣ୍ଡିଆ ଚାଷରେ ତାଙ୍କର ପାରଦର୍ଶିତା ଯୋଗୁଁ କୋରାପୁଟ ଜିଲ୍ଲାରେ ସେ ମଧ୍ୟ "ମାଣ୍ଡିଆ ରାଣୀ" ନାମରେ ପରିଚିତ ।
ରାମକୃଷ୍ଣ ପରମହଂସ(ବଙ୍ଗଳା: রামকৃষ্ণ পরমহংস) (୧୮ ଫେବୃଆରୀ,୧୮୩୬-୧୬ ଅଗଷ୍ଟ,୧୮୮୬) ପୂର୍ବନାମ ଗଦାଧର ଚଟ୍ଟୋପାଧ୍ୟାୟ । ଉନବିଂଶ ଶତାବ୍ଦୀର ବିଖ୍ୟାତ ଯୋଗୀ,ଦାର୍ଶନିକ ଓ ହିନ୍ଦୁ ଧର୍ମଗୁରୁ । ତାଙ୍କ ପ୍ରଚାରିତ ଧର୍ମୀୟ ଚିନ୍ତାଧାରାରେ ରାମକୃଷ୍ଣ ମିଶନର ପ୍ରତିଷ୍ଠା କରିଥିଲେ ତାଙ୍କର ପ୍ରଧାନ ଶିଷ୍ୟ ସ୍ୱାମୀ ବିବେକାନନ୍ଦ । ଉନବିଂଶ ଶତାବ୍ଦୀର ହିନ୍ଦୁ ନବଜାଗରଣରେ ଉଭୟଙ୍କର ଦାନ ଅତୁଳନୀୟ ।
କଟକ, କଟକ ଜିଲ୍ଲାର ମୁଖ୍ୟାଳୟ ହେବା ସହିତ ଓଡ଼ିଶାର ଉପ-ରାଜଧାନୀ ତଥା ତତ୍ ସହିତ ରାଜ୍ୟର ସର୍ବପୁରାତନ ନଗର ମଧ୍ୟ । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ତଥା ରାଜଧାନୀ ଭାବେ ପ୍ରତିଷ୍ଠିତ । ଏହି ସହର ପାଖରେ ଭୁବନେଶ୍ୱର, ପୁରୀ ଓ କୋଣାର୍କର ଅଛି । ୧୯୬୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଭଞ୍ଜନଗର, ଗଞ୍ଜାମ ଜିଲ୍ଲାର ଏକ ପ୍ରମୁଖ ସହର (ବିଜ୍ଞାପିତ ଅଞ୍ଚଳ ପରିଷଦ) । ଏହାର ପୂରାତନ ନାମ ରସୁଲକୋଣ୍ଡା ଥିଲା । ପରେ ଏହା କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ନାମରେ ନାମିତ ହେଲା । ଏହା ମଧ୍ୟ ଦେଇ ଲୋହାରଖଣ୍ଡି ଏବଂ ବଡନଦୀ ପ୍ରବାହିତ ହେଉଅଛି । ଭଞ୍ଜନଗରର ଜାତୀୟ ପଥ କ୍ରମାଙ୍କ ୭ ବ୍ରହ୍ମପୁରରୁ ଫୁଲବାଣୀକୁ ସଂଯୋଗ କରୁଛି | ବହୁତ ଦେବଦେବୀ ମନ୍ଦିର, ଗୀର୍ଜା, ଚର୍ଚ୍ଚ୍, ମସଜିଦ୍, ବିଦ୍ୟାଳୟ, ଏଠାରେ ଅବସ୍ଥିତ । ଏହା ଛତ୍ରପୁରଠାରୁ ୮୯ କି.ମି ଦକ୍ଷିଣ ଏବଂ ଭୁବନେଶ୍ୱରଠାରୁ ୧୫୯ କି.ମି ପୁର୍ବରେ ଅବସ୍ଥିତ
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ଶିବ ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ସୂର୍ଯ୍ୟ ଏବଂ ଏହା ଅନ୍ତର୍ଗତ ୮ଟି ଗ୍ରହ, ନକ୍ଷତ୍ର, ଗ୍ରହାଣୁପୁଞ୍ଜ ଇତ୍ୟାଦିଙ୍କୁ ନେଇ ସୌରଜଗତ ଗଠିତ । ୮ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ, ମଙ୍ଗଳ, ବୃହସ୍ପତି, ଶନି, ୟୁରେନସ୍ ଓ ନେପଚୁନ୍ ସୂର୍ଯ୍ୟକୁ ଅଣ୍ଡାକାର ପଥରେ ପରିକ୍ରମା କରନ୍ତି। ଆଗରୁ ଗ୍ରହ କୁହାଯାଉଥିବା ପ୍ଲୁଟୋକୁ ଏବେ ଗ୍ରହ ମାନ୍ୟତାରୁ ବାହାର କରି ବାମନ ଗ୍ରହ କୁହାଯାଉଛି। ସୂର୍ଯ୍ୟଙ୍କ ନିକଟତମ ୪ଟି ଗ୍ରହ ଯଥା ବୁଧ, ଶୁକ୍ର, ପୃଥିବୀ ଓ ମଙ୍ଗଳ ମୁଖ୍ୟତଃ କଠିନ ହୋଇଥିବା ସ୍ଥଳେ ଦୂରବର୍ତ୍ତୀ ୪ଟି ଗ୍ରହ ଯଥା ବୃହସ୍ପତି, ଶନି, ଦାନବ ଗାସୀୟ ପିଣ୍ଡ ଏବଂ ୟୁରେନସ୍ ଓ ନେପଚୁନ୍ ବରଫ ଗ୍ରହ ଭାବରେ ପରିଚିତ।
ଗାଲିଲିଓଙ୍କ ଜନ୍ମ , ପିସାଠାରେ (ଫେବ୍ରୁୟାରୀ ୧୫ , ୧୫୬୪) ହେଇଥିଲା । (ଠିକ ସେହି ବର୍ଷ ୱିଲିୟମ ସେକ୍ସପିଅରଙ୍କ ମଧ୍ୟ ଜନ୍ମ ହୋଇଥିଲା) ଗାଲିଲିଓ ନିଜ ଛଅ ଭାଇ ଓ ଭଉଣୀଙ୍କ ଭିତରେ ବଡ଼ ଥିଲେ । ଗାଲିଲିଓଙ୍କ ପିତା, ଭିନସେଞ୍ଜୋ ଗାଲିଲି (Vincenzo Galilei), ଇଟାଲୀର ପିସାଠାରେ ପଶମ ବ୍ୟବସାୟ କରୁଥିଲେ । ସମ୍ଭ୍ରାନ୍ତ ବଂଶରେ ଜନ୍ମ ହୋଇ ସୁଦ୍ଧା, ଆର୍ଥିକ ଅନଟନ ଯୋଗୁଁ ତାଙ୍କ ପିତା କୁଳ ଗୌରବ ରକ୍ଷାକରି ନପାରି ସଙ୍ଗୀତ ରଚନା କରି ପରିବାର ପରିପୋଷଣ କରୁଥାନ୍ତି । ଶେଷରେ ସେ ବ୍ୟବସାୟରେ ପଶିଲେ । ଗାଲିଲିଓ ସେତେବେଳେ ଛୋଟପିଲା ହୋଇଥିଲେ ମଧ୍ୟ ସଙ୍ଗୀତକୁ ଆଦରି ନେଲେ । ବଂଶୀ ବଜାଇ ଓ ଗୀତଗାଇ ସେ ସମସ୍ତଙ୍କୁ ମୁଗ୍ଧ କରି ଦେଉଥିଲେ । ସେ ଚିତ୍ର ଅଙ୍କିବାରେ ପାରଦର୍ଶୀ ଥିଲେ । ପିଲାଙ୍କ ପାଇଁ ଖେଳଣା ଓ କଣ୍ଢେଇ ମଧ୍ୟ ତିଆରି କରୁଥିଲେ । ଯିଏ ଦେଖୁଥିଲା ତାଙ୍କ ହାତର ପ୍ରଶଂସା ନକରି ରହିପାରୁନଥିଲା ।
ଜ୍ୟୋତି ରଞ୍ଜନ ନାୟକ (ଜନ୍ମ: ୨୪ ଅକ୍ଟୋବର ୧୯୯୪) ଜଣେ ଓଡ଼ିଆ କଥାଚିତ୍ର ଅଭିନେତା । ସେ ୨୦୧୬ ମସିହାରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଶ୍ରୀକାନ୍ତ ଗୌତମଙ୍କଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମ ମିଠା ମିଠା ଯୋଡ଼ିରେ ଭାଗ ନେଇ ବିଜେତା ହେବା ପରେ ଜ୍ୟୋତି ଓଡ଼ିଆ କଥାଚିତ୍ର ମିଠା ମିଠାରେ ନାୟକ ଭାବରେ ଅଭିନୟ କରିଥିଲେ, ମାତ୍ର ଏହି କଥାଚିତ୍ରଟି ମୁକ୍ତିଲାଭରେ ବିଳମ୍ବ ହୋଇଥିଲା । ଓଡ଼ିଆ କଥାଚିତ୍ର ଜଗତରେ ଜ୍ୟୋତିଙ୍କର ପ୍ରଥମ ମୁକ୍ତିଲାଭ ଚଳଚ୍ଚିତ୍ର ହେଉଛି ଦେଲେ ଧରା କଥା ସରେ । ଏହାପରେ ସେ ନିଝୁମ ରାତିର ସାଥୀ, ଦିଲ୍ କା ରାଜା, ତୁ ମୋ ହିରୋ ଆଦି କଥାଚିତ୍ରରେ ଅଭିନୟ କରିଥିଲେ ।
ଓଡ଼ିଶାର ଲୋକନୃତ୍ୟ ଓଡ଼ିଶାର କଳା ଓ ସଂସ୍କୃତିର ପରିଚାୟକ । ଓଡ଼ିଆ ଜୀବନ ଶୈଳୀ ଏବଂ ପ୍ରଥା ସହିତ ଏହି ନୃତ୍ୟ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ଓଡ଼ିଶାର ଲୋକ ନୃତ୍ୟ ଜନମାନସର ପରିବର୍ତ୍ତନ ସହ ତାଳ ଦେଇ ଏହାର ରୂପରେ ବହୁବିଧ ପରିବର୍ତ୍ତନ ଆଣିପାରିଛି । ମୁଖ୍ୟତଃ ଧର୍ମଚାର, ମନୋରଞ୍ଜନ, ଶ୍ରମ ଅପନୋଦନ, ସାମାଜିକ ସଂସ୍କାର ଆଦି ବହୁବିଧ ଉଦ୍ଦେଶ୍ୟକୁ ନେଇ ଲୋକନୃତ୍ୟର ସୃଷ୍ଟି ହୋଇଛି । ଗ୍ରାମବହୁଳ ଓଡ଼ିଶାରେ ଦୈନନ୍ଦିନ ଜୀବନରେ ଟିକେ ଆନନ୍ଦ ଉପଭୋଗ କରିବାକୁ ଅନୁଷ୍ଠିତ କରାଯାଏ ଯାତ୍ରା ଓ ମହୋତ୍ସବମାନ । ଓଡ଼ିଶାର ପ୍ରତ୍ୟେକ ପର୍ବପର୍ବାଣି ସହ ବିଭିନ୍ନ ଲୋକନୃତ୍ୟର ପ୍ରଚଳନ ରହିଛି । ଏହିସବୁ ନୃତ୍ୟ ମୁଖ୍ୟତଃ ଖୋଲା ଆକାଶତଳେ ପରିବେଷଣ କରାଯାଇଥାଏ । ପ୍ରତ୍ୟେକ ଲୋକନୃତ୍ୟରେ ଓଡ଼ିଶାର ପାରମ୍ପରିକ ସଂଗୀତ ଓ ବହୁଲୋକପ୍ରିୟ ଢଗଢମାଳି ଆଦିର ବ୍ୟବହାର ହୋଇଥାଏ । ଏହାସହିତ ପାରମ୍ପରିକ ବାଦ୍ୟର ବ୍ୟବହାର କରାଯାଇଥାଏ ।
ମୁଜାଗଡ଼, ଗଞ୍ଜାମ ଜିଲ୍ଲାର ଭଂଜନଗର ବ୍ଳକ ଅନ୍ତର୍ଗତ ଗୋଟିଏ ଗ୍ରାମ ପଞ୍ଚାୟତ । ଏହି ପଞ୍ଚାୟତର ବଡ ଗ୍ରାମ ମୁଜାଗଡ । ଏହାର ଅଧିକାଂଶ ଅଧିବାସୀ କୃଷକ ତଥା ଆଦିବାସି ସଂପ୍ରଦାୟର । ଏହି ଗ୍ରାମର ଲୋକମାନେ କୃଷି କରି ନିଜର ଜିବିକା ନିର୍ବାହ କରନ୍ତି । ସହରାଞ୍ଚଳ ଭଳି ଏହି ଗ୍ରାମଟିରେ କୋଳାହଳ ନାହିଁ । ମୁଜାଗଡ଼ ଗ୍ରାମଟି ପ୍ରଦୁଷଣ ମୁକ୍ତ ହୋଇଥିବାରୁ ଏହି ଗ୍ରାମ ସ୍ୱଚ୍ଚ ଅଟେ ।
ବ୍ରାହ୍ମୀ ଲିପି ହେଉଛି ଭାରତର ସର୍ବ ପୁରାତନ ଲିପି ମାନଙ୍କ ମଧ୍ୟରେ ଅନ୍ୟତମ । ପ୍ରଭୁ ଶ୍ରୀ ଋଷଭଦେବ ଜୀ ତାଙ୍କ ଝିଅ ବ୍ରାହ୍ମୀଙ୍କୁ ବର୍ଣ୍ଣମାଳା ଏବଂ ସଂଖ୍ୟା ବିଷୟରେ ଶିକ୍ଷା ଦେଇଥିଲେ । ପୌରାଣିକ ମତରେ ସେତେବେଳେ ବ୍ରାହ୍ମୀ ଦେବୀଙ୍କ ମାତା ଏହି ଲିପି ସୃଷ୍ଟି କରିଥିଲେ । ଅଶୋକଙ୍କ ଶୀଳାଲେଖରେ ଏହି ଲିପି ଉପଲବ୍ଧ | ଏହା ବାମରୁ ଡାହାଣକୁ ଲେଖାଯାଏ । ଅଦ୍ୟାପି ଦକ୍ଷିଣ ତଥା ଦକ୍ଷିଣ-ପୂର୍ବ ଏସିଆର ଅନେକ ସ୍ଥାନରେ ଏହି ଲିପି ବ୍ୟବହୃତ ।
ଚାର୍ଲସ୍ ଡାରଉଇନ୍ ହେଉଛନ୍ତି ବିଶ୍ୱବିଖ୍ୟାତ ପ୍ରକୃତିବାଦୀ ଏବଂ ଭୂତତ୍ତ୍ୱବିଜ୍ଞାନୀ | “ବିବର୍ତ୍ତନବାଦ"ର ପୁରୋଧା ଭାବେ ସେ ଅଶେଷ ଖ୍ୟାତ | ସେ ପ୍ରଥମେ ପ୍ରମାଣିତ କରିଥିଲେ ଯେ ପୃଥିବୀର ପ୍ରତ୍ୟେକ ଶ୍ରେଣୀର ପ୍ରାଣୀର ପୁର୍ବଜ ହେଉଛନ୍ତି ଏକ ଅର୍ଥାତ ପ୍ରତ୍ୟେକ ପ୍ରାଣୀର ସୃଷ୍ଟି ଗୋଟିଏ ପ୍ରାଣୀରୁ ହୋଇଛି | ଯୁଗ୍ମ ଭାବେ ଡାରଉଇନ୍ ଏବଂ ଆଲଫ୍ରେଡ୍ ରସେଲ୍ ୱାଲେସ ଏକ ବୈଜ୍ଞାନିକ ମତପୋଷଣ କରିଥିଲେ ଯେଉଁଥିରେ ସେ ଦର୍ଶାଇ ଥିଲେ ଯେ ବିବର୍ତ୍ତନବାଦର ଶାଖା ପ୍ରଶାଖାର ନିମନ୍ତେ "ପ୍ରାକୃତିକ ଚୟନ(ନାଚୁରାଲ୍ ସିଲେକ୍ସନ୍ )" ଦାୟୀ |୧୮୫୯ ମସିହାରେ ସେ ଏକ ପୁସ୍ତକ ପ୍ରକାଶ କରିଥିଲେ ଯାହାର ନାମ ଥିଲା "ଅନ୍ ଦି ଅରିଜିନ୍ ଅଫ୍ ସ୍ପେସିଜ୍ '| ଏହି ପୁସ୍ତକଟି ବୈଜ୍ଞାନିକ ସମୁଦାୟ ଏବଂ ସାଧାରଣ ଲୋକଙ୍କ ମଧ୍ୟରେ ଖୁବ୍ ଲୋକପ୍ରିୟ ହୋଇପାରିଥିଲା | ୧୮୭୦ ମସିହା ସୁଦ୍ଧା ବିବର୍ତ୍ତନବାଦକୁ ସମସ୍ତେ ଆପଣେଇପାରିଥିଲେ | ଡାରଉଇନଙ୍କ ବୈଜ୍ଞାନିକ ମତ ପ୍ରାଣୀ ବିଜ୍ଞାନକୁ ଏକ ନୂତନ ଦିଗନ୍ତ ପ୍ରଦାନ କରିଥିଲା | ଏହା ମଧ୍ୟ ଜୀବନର ବିବିଧତାକୁ ଅନେକ ପରିମାଣରେ ବୁଝାଇବାରେ ସକ୍ଷମ ହୋଇପାରିଥିଲା |
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଏକ ଇଣ୍ଡୋ-ଆର୍ଯ୍ୟ ଭାରତୀୟ ଭାଷା । ଏହା ଭାରତର ଓଡ଼ିଶାରେ ସର୍ବାଧିକ ବ୍ୟବହୃତ ଓ ମୁଖ୍ୟ ସ୍ଥାନୀୟ ଭାଷା ଏବଂ ୯୧.୮୫% ଲୋକଙ୍କଦ୍ୱାରା କଥିତ । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଏୟାର ଇଣ୍ଡିଆ (Air India), ଭାରତର ଏକ ବିମାନସେବା । ଭାରତ ସରକାରଙ୍କ ଦ୍ୱାର ଚାଳିତ ଦୁଇ ବିମାନସେବା ମଧ୍ୟରୁ ଏହା ଅନ୍ୟତମ (ଅନ୍ୟଟି ଇଣ୍ଡିଆନ ଏୟାରଲାଇନ୍ସ । ୧୯୩୨ ଅକ୍ଟୋବର ୧୫ ତାରିଖରେ ଏୟାର ଇଣ୍ଡିଆର ବିମାନ ସେବା ଆରମ୍ଭ ହେଇଥିଲା । ସେତେବେଳେ ଏହାର ନାମ ଟାଟା ଏୟାରଲାଇନ୍ସ ରହିଥିଲା । ୧୯୩୨ ମସିହା ଜୁଲାଇ ମାସରେ ଏହା ପ୍ରତିଷ୍ଠା କରାଯାଇଥିଲା । ଏହାର କର୍ପୋରେଟ କାର୍ଯ୍ୟାଳୟ ଦକ୍ଷିଣ ବମ୍ବେର ନରିମାନ ପଇଣ୍ଟରେ ଅବସ୍ଥିତ । ଏହାର ଦୁଇଟି କେନ୍ଦ୍ରମଧ୍ୟ ରହିଛି । ଗୋଟିଏ ଇନ୍ଦିରା ଗାନ୍ଧୀ ଆନ୍ତର୍ଜାତୀୟ ବିମାନ ବନ୍ଦରରେ ରହିଥିବା ବେଳେ ଅନ୍ୟଟି ଛତ୍ରପତି ଶିବାଜୀ ଇଣ୍ଟରନ୍ୟାଶନାଲ ଟର୍ମିନାଲରେ ରହିଛି । ଏହି ଏୟାରଲାଇନ୍ସ ଉଭୟ ଏୟାରବସ ଓ ବୋଇଂ ବିମାନସେବା ଯୋଗାଉଛି । ବର୍ତ୍ତମାନ ଏହା ସମଗ୍ର ଏସିଆ, ୟୁରୋପ ଓ ଉତ୍ତର ଆମେରିକାକୁ ବିମାନସେବା ଯୋଗାଇବାରେ ସକ୍ଷମ ହୋଇଛି । ଭାରତୀୟ ଉପମହାଦେଶରେ ସର୍ବବୃହତ ଅପରେଟର ହୋଇଥିଲେ ମଧ୍ୟ ଏୟାର ଇଣ୍ଡିଆ ୪ର୍ଥ ସ୍ଥାନରେ ରହିଛି । ୨୦୧୪ରେ ଏୟାର ଇଣ୍ଡିଆ ବିଶ୍ୱର ସର୍ବବୃହତ୍ ବିମାନ ଆଲାଏନ୍ସ, ସ୍ଟାର ଆଲାଏନ୍ସର ସଭ୍ୟଭାବେ ଯୋଗ ଦେଇଛି ।
ସାନ୍ତାଳୀ ସଙ୍ଗୀତ ସାନ୍ତାଳ ଆଦିବାସୀ ସମ୍ପରଦାଯର ସଙ୍ଗୀତ ଅଟେ। ମୁଖ୍ୟତଃ ଏହା ସାନ୍ତାଳ ଆଦିବାସୀମାନଙ୍କର ସଂସ୍କୃତି, ପରମ୍ପରା, ଆବିର୍ଭାବ ଇତ୍ୟଦି ବିଷୟୟକୁ ନେଇ ଆଧାରିତ। ଏହା ବ୍ୟତିତ ଲୋକମାନଙ୍କର ମନୋରଂଜନର ମାଧ୍ୟମ ଅଟେ। ସାନ୍ତାଳ ଲୋକମାନେ ଗୀତ ଓ ନାଚକୁ ପସନ୍ଦ କରନ୍ତି। ଅନ୍ୟ ଜାତିର ଲୋକମାନଙ୍କ ପରି ଏମାନଙ୍କ ସଙ୍ଗୀତ ମଧ୍ୟ ଭାରତର ସଙ୍ଗୀତ ଜଗତର ମୁଖ୍ୟ ସ୍ରୋତରେ ପହ୍ଞ୍ଛି ପାରିଛି। କିନ୍ତୁ ପରମ୍ପରା ଗତ ସଙ୍ଗୀତଗୁଡ଼ିକ ଏବେ ମଧ୍ୟ ମୁଖ୍ୟ ସ୍ରୋତକୁ ଆସିପାରିନି। ସାନ୍ତାଳ ସଙ୍ଗୀତ ହିନ୍ଦୁସ୍ଥାନି ସଙ୍ଗୀତଠାରୁ ଟିକେ ଅଲଗା। ଏହା ଉପରେ ବହୁତ ଲୋକ ଗବେଷଣା କରୁଛନ୍ତି। ସାନ୍ତାଳମାନଙ୍କ ପରମ୍ପରା ଗତ ସଙ୍ଗୀତରେ ମୁଖ୍ୟତଃ ଦୁଇଟି ବାଦ୍ୟ ଯନ୍ତର ବ୍ୟବହାର କରନ୍ତି, ସେଇଗୁଡିକ ହେଲା ତମକ ଓ ତୁମଦାକ।
ବଣ୍ଡା ଜନଜାତି (ବଣ୍ଡା ପରଜା, ବଣ୍ଡା ଓ ବଣ୍ଡ ନାମରେ ମଧ୍ୟ ଜଣା) ଓଡ଼ିଶାରେ ରହୁଥିବା ଏକ ଆଦିମ ଜନଜାତି । ୨୦୧୧ ଜନଗଣନା ଅନୁସାରେ ବଣ୍ଡା ଜନସଂଖ୍ୟା ପ୍ରାୟ ୧୨,୦୦୦ ଥିଲା । ବଣ୍ଡା ଲୋକେ ମୁଖ୍ୟତଃ ମାଲକାନଗିରି ଜିଲ୍ଲାର ଘାଟି ଅଞ୍ଚଳରେ ବସବାସ କରିଥାନ୍ତି । ବଣ୍ଡା ଲୋକେ ସାଧାରଣତଃ ବଣ୍ଡା ଭାଷା (ରେମୋସାମ) ଭାଷାରେ କଥାବାର୍ତ୍ତା କରିଥାନ୍ତି । ଏହି ଜନଜାତିର ସଂସ୍କୃତି
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଦାନିଶ ଅଖତାର ସୈଫି ଜଣେ ଭାରତୀୟ ମଲ୍ଲ ଯୋଦ୍ଧା ଓ ଅଭିନେତା । ସେ ମୁଖ୍ୟତଃ ହିନ୍ଦୀ ଟେଲିଭିଜନ ଓ କନ୍ନଡ଼ କଥାଚିତ୍ର ଜଗତରେ କାମ କରିଛନ୍ତି । ହିନ୍ଦୀ ଟେଲିଭିଜନରେ ସେ ଆଧ୍ୟାତ୍ମିକ ଧାରାବାହିକ ସିୟା କେ ରାମରେ ହନୁମାନ ଭୂମିକାରେ ଅଭିନୟ କରିବା ପାଇଁ ଜଣାଶୁଣା । ୨୦୧୯ ମସିହାରେ, ସେ କନ୍ନଡ଼ କଥାଚିତ୍ର ଜଗତରେ କାମ କରିବା ଆରମ୍ଭ କରିଥିଲେ । ସେ ମହାଭାରତ ଉପରେ ପର୍ଯ୍ୟବେଶିତ କଥାଚିତ୍ର କୁରୁକ୍ଷେତ୍ରରେ ଭୀମ ଭୂମିକାରେ ଅଭିନୟ କରିଥିଲେ । ୨୦୨୧ ମସିହାରେ, ସେ ଅନ୍ୟତମ କନ୍ନଡ଼ କଥାଚିତ୍ର କୋଟିଗୋବ୍ବା ୩ରେ ଅଭିନୟ କରିଥିଲେ । ଏହା ବ୍ୟତୀତ ୨୦୨୨ ମସିହାରେ ସେ କବ୍ଜା ଓ ୨୦୨୩ ମସିହାରେ କାତେରା ଭଳି କନ୍ନଡ଼ କଥାଚିତ୍ରରେ ଅଭିନୟ କରିଥିଲେ ।
ଓଡ଼ିଶାର ସର୍ବ ପ୍ରାଚୀନ ରାଜଧାନୀ ଭାବେ ଏହାର ଯଶ କିର୍ତିତ । ବିଶେଷ କରି ଶୈଳୋଦ୍ଭବ, ମାଠର, ଭୌମକର ଏବଂ ସୋମବଂଶୀ ବା କେଶରୀମାନଙ୍କ ଶାସନ କାଳରେ ଏହି ଭୂଭାଗ ଓଡ଼ିଶାର ରାଜଧାନୀ ରୂପେ ଭାରତ ବର୍ଷରେ ଏକ ବିଖ୍ୟାତ ସହରର ମାନ୍ୟତା ଲାଭ କରିଥିଲା । ଦେବୀ ବିରଜାଙ୍କ ନାମାନୁସାରେ ଏହାର ପ୍ରାଚୀନ ନାମ ଥିଲା ବିରଜା । ପରବର୍ତୀ ସମୟ ସମୟରେ ଏହାର ନାମରେ ପରିବର୍ତ୍ତନ ଲକ୍ଷ୍ୟ କରାଯାଇଛି । ଯଜ୍ଞପୁର, ଗୁହଦେବ ପାଟକ, ଯାଜନଗର, ଅଭିନବ ଯଯାତି ନଗର, ଯାଜିପୁର ଓ ଆଜିର ଯାଜପୁର ରୂପେ ଏହାର ନାମାନ୍ତର ଘଟିଅଛି । ଆଛତିଆ ଆରୋଡ଼ି ପର୍ଯ୍ୟନ୍ତ ଏହି ଭୂମଣ୍ଡଳ ବିସ୍ତୃତ ।
ବ୍ରାହ୍ମ ସମାଜ ରାଜା ରାମମୋହନ ରାୟଙ୍କଦ୍ୱାରା ୧୮୨୮ ମସିହା ଅଗଷ୍ଟ ୨୦ ତାରିଖରେ ପ୍ରତିଷ୍ଠିତ ଏକ ଧାର୍ମିକ ଅନୁଷ୍ଠାନ। ବ୍ରହ୍ମ ସମାଜ ଥିଲା ରାଜା ରାମମୋହନ ରାୟଙ୍କର ଏକ ଅନବଦ୍ୟ ସୃଷ୍ଟି। ଏହି ଅନୁଷ୍ଠାନ ମାଧ୍ୟମରେ ହିଁ ସେ ଜନସାଧାରଣମାନଙ୍କୁ ତାଙ୍କ ବାଣୀ ପ୍ରଚାର କରିଥିଲେ। ଆଧ୍ୟତ୍ମିକତା, ସହିଷ୍ଣୁତା ଓ ସର୍ବ ଧର୍ମସମନ୍ୱୟ ଥିଲା ବ୍ରାହ୍ମ ସମାଜର ଆଦର୍ଶ। ରାମସେ ମେକଡୋନାଲଡଙ୍କ ଭାଷାରେ ବ୍ରାହ୍ମ ସମାଜ ହିନ୍ଦୁ ଧର୍ମକୁ ପରିତ୍ୟାଗ ନକରି ପାଶ୍ଚାତ୍ୟ ଜଗତର ଧର୍ମ ବିଶ୍ୱାସ ପ୍ରତି ଉଦାର ଓ ସହାନୁଭୂତି ସମ୍ପନ୍ନ ହେବାକୁ ଚେଷ୍ଟା କରୁଥିଲା। ଏହି ସମାଜଦ୍ୱାରା ରାମମୋହନ ହିନ୍ଦୁ ଧର୍ମର ରକ୍ଷଣଶୀଳତାକୁ ଦୂର କରିବା ନିମନ୍ତେ ଚେଷ୍ଟା କରି କେତେକାଂଶରେ କୃତକାର୍ଯ୍ୟ ହୋଇଥିଲେ। ବାସ୍ତବପକ୍ଷେ ଭାରତୀୟମାନଙ୍କ ମନରେ ସ୍ୱାଧୀନ ଚିନ୍ତାଧାରା ଓ ଦୁଃସାହାସିକ ମନୋଭାବର ବୀଜ ବପନ କରିବାରେ ସାହାଯ୍ୟ କରିଥିଲା ବ୍ରହ୍ମ ସମାଜ। ପରେ ପରେ ଏହି ବୀଜ ଏକ ବିରାଟ ବୃକ୍ଷରେ ପରିଣତ ହୋଇ ସ୍ୱାଧୀନତା ଲାଭ ନିମନ୍ତେ ସଂଗ୍ରାମ କରିବାକୁ ଭାରତୀୟମାନଙ୍କୁ ପ୍ରୋତ୍ସାହିତ କରିଥିଲା। ଏହା ଏକ ପ୍ରଭାବଶାଳୀ ଧାର୍ମିକ ଆନ୍ଦୋଳନ ମଧ୍ୟରୁ ଅନ୍ୟତମ ଥିଲା, ଯାହା ଆଧୁନିକ ଭାରତ ନିର୍ମାଣର ବିଶ୍ୱାସଯୋଗ୍ୟ ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
କମ୍ପ୍ୟୁଟର ଏମିତି ଏକ ବୈଦ୍ୟୁତିକ ଯନ୍ତ୍ର ଯାହାକି ମଣିଷଠାରୁ ତଥ୍ୟ (Data) ନିଏ, ସେସବୁକୁ ସାଇତି ରଖେ ଏବଂ ପୂର୍ବରୁ ସଂରକ୍ଷିତ ଆଦେଶ ମୁତାବକ ଆପେ ସେ ସବୁ ତଥ୍ୟକୁ ପ୍ରକ୍ରିୟାକରଣ କରି ଉତ୍ତର ଦିଏ ।ସଂରକ୍ଷିତ ଉତ୍ତର କମ୍ପ୍ୟୁଟର ( RAM memory)ରେ ରହିଥାଏ। ଏକ ସମୟରେ ଗାଣିତିକ ଏବଂ ତର୍କ ଯୁକ୍ତ କାର୍ଯ୍ୟ କରିପାରେ । ଏକାଧିକ କାମ କରିପାରୁଥିବାରୁ କମ୍ପ୍ୟୁଟରକୁ ଏକ ମଲଟିଟାସ୍କିଂ ଯନ୍ତ୍ର ବୋଲି କୁହାଯାଏ ।
କବିସୂର୍ଯ୍ୟ ବଳଦେବ ରଥ (୧୭୮୯ - ୧୮୪୫) ଜଣେ ରୀତିଯୁଗୀୟ ଓଡ଼ିଆ କବି ଏବଂ ଓଡ଼ିଶୀ ସଙ୍ଗୀତଜ୍ଞ ଥିଲେ । ଓଡ଼ିଶାରେ ବିଶେଷ ଆଦୃତ କିଶୋରଚନ୍ଦ୍ରାନନ୍ଦ ଚମ୍ପୂ କବିସୂର୍ଯ୍ୟଙ୍କ ଶ୍ରେଷ୍ଠତମ ସାହିତ୍ୟିକ ଓ ସାଙ୍ଗୀତିକ ରଚନା । କବିସୂର୍ଯ୍ୟଙ୍କ ରଚିତ ଓ ପାରମ୍ପରିକ ଉତ୍କଳୀୟ ରାଗରାଗିଣୀରେ ସ୍ୱର ସଂଯୋଜିତ ଶତାଧିକ ଓଡ଼ିଶୀ ଗୀତ, ଚମ୍ପୂ, ଛାନ୍ଦ ଆଦି ଅଦ୍ୟାବଧି ଓଡ଼ିଶାରେ ଅତ୍ୟନ୍ତ ଜନପ୍ରିୟ । ସେ ଢୁମ୍ପା ସଙ୍ଗୀତର ପ୍ରତିଷ୍ଠାତା ଏବଂ ନିଜେ ମଧ୍ୟ ଅନେକ ଢୁମ୍ପା ଗୀତ ରଚନା କରିଛନ୍ତି । ସେ ୧୭୮୯ ମସିହାରେ ଗଞ୍ଜାମ ଜିଲ୍ଲା ବଡ଼ଖେମୁଣ୍ଡି ରାଜ୍ୟର ବିଜୟନଗ୍ରଗଡ଼ରେ ଜନ୍ମଗ୍ରହଣ କରିଥିଲେ ଓ ୧୮୪୫ ମସିହାରେ ବସନ୍ତ ରୋଗରେ ଆକ୍ରାନ୍ତ ହୋଇ ୫୬ ବର୍ଷ ବୟସରେ ବ୍ରହ୍ମପୁର ଗଉଡ ସାହିରେ ପ୍ରାଣତ୍ୟାଗ କରିଥିଲେ ।
ତିନ୍ ମୂର୍ତ୍ତୀ ଭବନ ହେଉଛି ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ପୂର୍ବତନ ବାସଗୃହ । ଏହା ଦିଲ୍ଲୀଠାରେ ଅବସ୍ଥିତ । ୧୯୬୪ ମସିହା ମଇ ମାସ ୨୭ ତାରିଖରେ ଜବାହରଲାଲ ନେହେରୁଙ୍କ ମୃତ୍ୟୁ ହୋଇଥିଲା । ନିଜ ମୃତ୍ୟୁ ପର୍ଯ୍ୟନ୍ତ ଦୀର୍ଘ ୧୬ ବର୍ଷ ଧରି ସେ ଏହି ବାସଭବନରେ ରହିଆସୁଥିଲେ । କନଟ୍ ପ୍ଲେସ୍ (Connaught Place)ର ନକ୍ସା ପ୍ରସ୍ତୁତ କରିଥିବା ବ୍ରିଟିଶ୍ ସ୍ଥପତି ରବର୍ଟ୍ ଟର୍ ରସେଲ୍ ଏହି ଭବନଟିର ପରିକଳ୍ପନା କରିଥିଲେ । ଏହି ଭବନ ୧୯୩୦ ମସିହାରେ ଭାରତୀୟ ବ୍ରଟିଶ୍ ସେନାବାହିନୀର ମୁଖ୍ୟ କମାଣ୍ଡର୍ ବା କମାଣ୍ଡର୍-ଇନ୍-ଚିଫ୍ଙ୍କ ରହିବା ପାଇଁ ନିର୍ମାଣ କରାଯାଇଥିଲା । ବର୍ତ୍ତମାନ ତିନ୍ ମୂର୍ତ୍ତୀ ଭବନ ନେହେରୁ ସ୍ମାରକ ସଂଗ୍ରହାଳୟ ଏବଂ ପୁସ୍ତକାଳୟ (Nehru Memorial Museum and Library ବା NMML) ଭାବେ ସର୍ବସାଧାରଣଙ୍କ ପାଇଁ ଖୋଲାଯାଇଛି । ଏହା ସଂସ୍କୃତି ମନ୍ତ୍ରଣାଳୟ (ଭାରତ) ଅଧିନରେ ଅଛି ଓ ପ୍ରଫେସର୍ ଲୋକେଶ ଚନ୍ଦ୍ର ବର୍ତ୍ତମାନ ଏହାର ଶାସନ ପରିଷଦ (Executive Council)ର ଅଧ୍ୟକ୍ଷ ଅଛନ୍ତି । ୧୯୬୪ ମସିହାରେ ଭାରତର ତତ୍କାଳୀନ ରାଷ୍ଟ୍ରପତି ଡା.
ମହମ୍ମଦ ରଫିକ୍ (ଜନ୍ମ ୨୫ ମଇ ୧୯୬୦) ଜଣେ ଭାରତୀୟ ବିଚାରପତି | ସେ ମଧ୍ୟପ୍ରଦେଶ ଉଚ୍ଚ ନ୍ୟାୟାଳୟ, ଓଡ଼ିଶା ଉଚ୍ଚ ନ୍ୟାୟାଳୟ, ହିମାଚଳ ପ୍ରଦେଶ ଉଚ୍ଚ ନ୍ୟାୟାଳୟ ଓ ମେଘାଳୟ ଉଚ୍ଚ ନ୍ୟାୟାଳୟର ପୂର୍ବତନ ପ୍ରଧାନ ବିଚାରପତି ଏବଂ ରାଜସ୍ଥାନ ଉଚ୍ଚ ନ୍ୟାୟାଳୟର ପୂର୍ବତନ ବିଚାରପତି । ଦୁଇଥର ସେ ରାଜସ୍ଥାନ ଉଚ୍ଚ ନ୍ୟାୟାଳୟର କାର୍ଯ୍ୟକାରୀ ପ୍ରଧାନ ବିଚାରପତି ଭାବରେ କାର୍ଯ୍ୟ କରିଥିଲେ । ସେ ଓଡ଼ିଶା ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ, କଟକ, ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ, ଭୋପାଳ, ଧର୍ମଶାଳା ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ, ଜବଲପୁର ଏବଂ ହିମାଚଳ ପ୍ରଦେଶ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ, ଶିମଲାର କୁଳପତି (ଏକ୍ସ-ଅଫିସିଓ) ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଅମିଶା ପଟେଲ (ଜନ୍ମ ଅମିଶା ଅମିତ୍ ପଟେଲ; ୯ ଜୁନ ୧୯୭୫) ଜଣେ ଭାରତୀୟ ଅଭିନେତ୍ରୀ ଓ ମଡେଲ। ସେ ମଧ୍ୟ ତେଲୁଗୁ ଓ ତାମିଲ ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି। ସେ ୨୦୦୦ ମସିହାରେ ରୋମାଞ୍ଚକ ଚଳଚ୍ଚିତ୍ର, "କାହୋନା ପ୍ୟାର ହେ"ଦ୍ୱାରା ଚଳଚ୍ଚିତ୍ର ଜଗତରେ ପାଦ ଦେଇଥିଲେ। ପଟେଲ୍ ଅଭିନୟ କରିଥିବା, ଗଦର୍:ଏକ ପ୍ରେମକଥା (୨୦୦୧) ଯାହାକି ଚଳଚ୍ଚିତ୍ର ଜଗତରେ ଇତିହାସ ରଚିଥିଲା। ଏହି ଚଳଚ୍ଚିତ୍ର ପାଇଁ ତାଙ୍କୁ ବହୁତ ସମାଲୋଚନା ମିଳିଥିଲା ଏବଂ ଏହି ଚଳଚ୍ଚିତ୍ର ପାଇଁ ତାଙ୍କୁ Filmfare special performance award ମଧ୍ୟ ମିଳିଥିଲା। ସେ ୨୦୧୧ ମସିହାରେ "ଅମିଶା ପଟେଲ୍ ପ୍ରଡ଼କ୍ସନ" ନାମରେ ଏକ ପଡ଼କ୍ସନ କମ୍ପାନୀ ତିଆରି କରିଥିଲେ।