ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଯକ୍ଷ୍ମା (ଟିବି) ଏକ ସଂକ୍ରମକ ରୋଗ ଯାହା ମାଇକୋବ୍ୟାକ୍ଟେରମ ଟ୍ୟୁବରକ୍ୟୁଲୋସିସଦ୍ୱାରା (MTB) ହୁଏ । ଯକ୍ଷ୍ମା ସାଧାରଣତଃ ଫୁସଫୁସକୁ ଆକ୍ରମଣ କଲେ ମଧ୍ୟ ଶରୀରର ଯେ କୌଣସି ଅଙ୍ଗରେ ଏହାଦ୍ୱାରା ରୋଗ ହୋଇପାରେ । ଅଧିକାଂଶ ସଂକ୍ରମଣରେ କୌଣସି ଲକ୍ଷଣ ହେଉ ନ ଥିବାରୁ ତାହାକୁ ପ୍ରଛନ୍ନ ଯକ୍ଷ୍ମା ଓ ଇଂରାଜୀ ଭାଷାରେ ଲେଟେଣ୍ଟ ଟ୍ୟୁବରକୁଲୋସିସ (latent tuberculosis) କୁହାଯାଏ । ଏହି ପ୍ରଛନ୍ନ ଯକ୍ଷ୍ମା ମଧ୍ୟରୁ ପ୍ରାୟ ୧୦% ସଂକ୍ରମଣ ସକ୍ରିୟ ରୋଗରେ ପରିଣତ ହୁଏ ଯାହାକୁ ଚିକିତ୍ସା ନ କଲେ ସେଥିରୁ ଅଧେ ଲୋକ ମୃତ୍ୟୁ ବରଣ କରନ୍ତି । ସକ୍ରିୟ ଫୁସଫୁସ ଯକ୍ଷ୍ମା ରୋଗରେ କ୍ରନିକ ବା ଦୀର୍ଘକାଳୀନ କାଶ ସହିତ ରକ୍ତ ମିଶ୍ରିତ ଖଙ୍କାର ପଡ଼େ, ଜ୍ୱର, ରାତ୍ରୀ ସ୍ୱେଦ ନିର୍ଗତ ଓ ଓଜନ ହ୍ରାସ ହୁଏ । ଓଜନ ହ୍ରାସ ହେଉଥିବାରୁ ଏହାକୁ କ୍ଷୟ ରୋଗ ନାମ ଦିଆଯାଇଥିଲା । ବିଭିନ୍ନ ଅଙ୍ଗର ସଂକ୍ରମଣରେ ଭିନ୍ନ ଭିନ୍ନ ପ୍ରକାର ଲକ୍ଷଣ ପ୍ରକାଶ ପାଏ ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଏକ ଇଣ୍ଡୋ-ଆର୍ଯ୍ୟ ଭାରତୀୟ ଭାଷା । ଏହା ଭାରତର ଓଡ଼ିଶାରେ ସର୍ବାଧିକ ବ୍ୟବହୃତ ଓ ମୁଖ୍ୟ ସ୍ଥାନୀୟ ଭାଷା ଏବଂ ୯୧.୮୫% ଲୋକଙ୍କଦ୍ୱାରା କଥିତ । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ସଂସ୍କୃତ (, संस्कृत-, saṃskṛta-, ସାଧାରଣତଃ संस्कृतम्, saṃskṛitam) ବିଶ୍ବର ଏକ ପୁରାତନ ତଥା ଭାରତରେ ପ୍ରଚଳିତ ଏକ ଶାସ୍ତ୍ରୀୟ ଭାଷା । ଏହା ଭାରୋପୀୟ ଭାଷା ପରିବାରର ଏକ ଆର୍ଯ୍ୟ ଭାଷା । ଏହାର ପୂର୍ବବର୍ତ୍ତୀ ଭାଷାଗୁଡ଼ିକ ପ୍ରାକ୍ତନ ତାମ୍ର ଯୁଗରେ ଉତ୍ତର-ପଶ୍ଚିମରୁ ବିସ୍ତାର ଲାଭ କଲାପରେ ଏହା ଦକ୍ଷିଣ ଏସିଆରେ ବ୍ୟାପୀଥିଲା । ସଂସ୍କୃତ ହିନ୍ଦୁ ଧର୍ମର ପବିତ୍ର ଭାଷା ଓ ଶାସ୍ତ୍ରୀୟ ହିନ୍ଦୁ ଦର୍ଶନ ଶାସ୍ତ୍ରରେ, ବୌଦ୍ଧ ଏବଂ ଜୈନ ଧର୍ମର ଐତିହାସିକ ପାଠ୍ୟରେ ବ୍ୟବହାର ହୋଇଥିଲା । ଏହା ପ୍ରାଚୀନ ଏବଂ ମଧ୍ୟଯୁଗୀୟ ଦକ୍ଷିଣ ଏସିଆରେ ଏକ ସଂଯୋଗ ଭାଷା ଥିଲା ଏବଂ ପ୍ରାରମ୍ଭିକ ମଧ୍ୟଯୁଗୀୟ ଯୁଗରେ ଦକ୍ଷିଣ ପୂର୍ବ ଏସିଆ, ପୂର୍ବ ଏସିଆ ଏବଂ ମଧ୍ୟ ଏସିଆକୁ ହିନ୍ଦୁ ଏବଂ ବୌଦ୍ଧ ସଂସ୍କୃତି ବ୍ୟାପିବା ପରେ ଏହା ଧର୍ମ ଏବଂ ଉଚ୍ଚ ସଂସ୍କୃତିର ଭାଷା ଏବଂ ଏହି କ୍ଷେତ୍ରରେ ରାଜନୈତିକ ଉଚ୍ଚବର୍ଗଙ୍କ ଭାଷାରେ ପରିଣତ ହୋଇଥିଲା । ଫଳରେ ବିଶେଷ କରି ବିଭିନ୍ନ ଦକ୍ଷିଣ ଏସିଆ, ଦକ୍ଷିଣପୂର୍ବ ଏସିଆ ଏବଂ ପୂର୍ବ ଏସିଆର ଭାଷାଗୁଡ଼ିକର ଔପଚାରିକ ଏବଂ ପରିବର୍ତ୍ତିତ ଶବ୍ଦାବଳୀ ଉପରେ ସଂସ୍କୃତ ସ୍ଥାୟୀ ପ୍ରଭାବ ପକାଇଥିଲା । ସଂସ୍କୃତ ସାଧାରଣତଃ ଅନେକ ପୁରୁଣା ଇଣ୍ଡୋ-ଆର୍ଯ୍ୟ ଭାଷା ପ୍ରକାରକୁ ସୂଚାଏ । ଏହାର ସବୁଠାରୁ ପୁରୁଣା ହେଉଛି ଋକବେଦରେ ମିଳୁଥିବା ବୈଦିକ ସଂସ୍କୃତ । ତାହା ଖ୍ରୀ.ପୂ. ୧୫୦୦ ମସିହାରୁ ଖ୍ରୀ.ପୂ. ୧୨୦୦ ମସିହା ମଧ୍ୟରେ ରଚନା କରାଯାଇଥିବା ୧,୦୨୮ଟି ଶ୍ଳୋକକୁ ନେଇ ଗଠିତ ଓ ଏସବୁକୁ ବର୍ତ୍ତମାନର ଉତ୍ତର ପାକିସ୍ତାନ ଓ ଆଫଗାନିସ୍ତାନରୁ ଉତ୍ତର ଭାରତର ଆଡ଼କୁ ପୂର୍ବମୁଖୀ ହୋଇ ପ୍ରବାସ କରୁଥିବା ଇଣ୍ଡୋ-ଆର୍ଯ୍ୟ ଜନଜାତିମାନେ ରଚନା କରିଥିଲେ । ବୈଦିକ ସଂସ୍କୃତ ଭାରତୀୟ ଉପମହାଦେଶର ପୂର୍ବବର୍ତ୍ତୀ ପ୍ରାଚୀନ ଭାଷାମାନଙ୍କ ସହ ଆଦାନ ପ୍ରଦାନ କରିବା ବେଳେ ପ୍ରଥମ କରି ଭେଟିଥିବା ଗଛ ଏବଂ ପଶୁମାନଙ୍କ ନାମ ମଧ୍ୟ ଆହରଣ କରିଥିଲା । ଏହା ବ୍ୟତୀତ ପ୍ରାଚୀନ ଦ୍ରାବିଡ଼ ଭାଷାଗୋଷ୍ଠୀ ସଂସ୍କୃତର ଧ୍ୱନିବିଜ୍ଞାନ ଏବଂ ଗଠନକୁ ପ୍ରଭାବିତ କରିଥିଲେ । "ସଂସ୍କୃତ" ମଧ୍ୟ ଅତି ସାଧାରଣ ଭାବେ ଶାସ୍ତ୍ରୀୟ ସଂସ୍କୃତକୁ ସୂଚାଏ । ଶାସ୍ତ୍ରୀୟ ସଂସ୍କୃତ ଏକ ୧ମ ମସିହାର ମଧ୍ୟଭାଗରେ ଉତ୍ପନ୍ନ ହୋଇଥିବା ଏବଂ ପ୍ରାଚୀନ ବ୍ୟାକରଣଗୁଡ଼ିକ ମଧ୍ୟରେ ସବୁଠାରୁ ବ୍ୟାପକ ଭାବେ ପାଣିନୀଙ୍କ ଅଷ୍ଟାଧ୍ୟାୟୀଦ୍ୱାରା ("ଆଠଟି ଅଧ୍ୟାୟ") ମାନକୀକରଣ ହୋଇଥିଲା । କାଳିଦାସ ସଂସ୍କୃତ ଭାଷାର ସର୍ବଶ୍ରେଷ୍ଠ ନାଟ୍ୟକାର ଓ ସେ ଶାସ୍ତ୍ରୀୟ ସଂସ୍କୃତରେ ଲେଖୁଥିଲେ । ଆଧୁନିକ ଗଣିତର ମୂଳଦୁଆ ପ୍ରଥମେ ଶାସ୍ତ୍ରୀୟ ସଂସ୍କୃତରେ ବର୍ଣ୍ଣନା କରାଯାଇଥିଲା । ତେବେ ସଂସ୍କୃତରେ ରଚିତ ଦୁଇ ପ୍ରମୁଖ ମହାକାବ୍ୟ ମହାଭାରତ ଏବଂ ରାମୟଣ ବିଭିନ୍ନ ମୌଖିକ କାହାଣୀ ବର୍ଣ୍ଣନା ଶୈଳୀରେ ରଚିତ ଓ ଏହି ସଂସ୍କୃତକୁ ମହାକାବ୍ୟ ସଂସ୍କୃତ କୁହାଯାଉଥିଲା । ଏହା ଉତ୍ତର ଭାରତରେ ଖ୍ରୀ.ପୂ.
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ସଂକ୍ଷେପରେ "ଆରଏସଏସ") ଏକ ଭାରତୀୟ ଦକ୍ଷିଣପନ୍ଥୀ, ହିନ୍ଦୁ ଜାତୀୟତାବାଦୀ, ଅର୍ଦ୍ଧସାମରିକ ସ୍ୱେଚ୍ଛାସେବୀ ସଂଗଠନ । ଆରଏସଏସ ହେଉଛି ସଂଘ ପରିବାରର ନାମକ ଏକ ବୃହତ ସଂସ୍ଥାସମୂହର ମୂଳ ସଂଗଠନ ଏବଂ ତାହା ଭାରତୀୟ ସମାଜର ସମସ୍ତ ଦିଗରେ ଉପସ୍ଥିତି ରହିଛି । ଆରଏସଏସ ୧୯୨୫ ସେପ୍ଟେମ୍ବର ୨୭ରେ ସ୍ଥାପିତ ହୋଇଥିଲା । ୨୦୧୪ ବେଳକୁ ଏହାର ସଦସ୍ୟତା ଥିଲା ୫୦-୬୦ ଲକ୍ଷ (୫-୬ ନିୟୁତ) ।
ଇଷ୍ଟ ଇଣ୍ଡିଆ କମ୍ପାନୀ (ଇଆଇସି) ଏକ ଇଂରାଜୀ ଏବଂ ପରବର୍ତ୍ତୀ ସମୟରେ ବ୍ରିଟିଶ, ଯୁଗ୍ମ ଷ୍ଟକ କମ୍ପାନୀ ୧୬୦୦ ମସିହାରେ ସ୍ଥାପିତ ହୋଇଥିଲା ଏବଂ ୧୮୭୪ରେ ଏହା ଭାଙ୍ଗି ଯାଇଥିଲା। ଏହା ଭାରତ ମହାସାଗର ଅଞ୍ଚଳରେ ପ୍ରଥମେ ଇଷ୍ଟଇଣ୍ଡିଜ୍ (ଭାରତୀୟ ଉପମହାଦେଶ ଏବଂ ଦକ୍ଷିଣ ପୂର୍ବ ଏସିଆ) ଏବଂ ପରେ ପୂର୍ବ ଏସିଆ ସହିତ ବାଣିଜ୍ୟ କରିବା ପାଇଁ ଗଠିତ ହୋଇଥିଲା। କମ୍ପାନୀ ଭାରତୀୟ ଉପମହାଦେଶର ଏକ ବିଶାଳ ଅଂଶକୁ ନିଜ ନିୟନ୍ତ୍ରଣକୁ ନେଇଥିଲା ଏବଂ ଦକ୍ଷିଣ ପୂର୍ବ ଏସିଆ ଏବଂ ହଂକଂର କିଛି ଅଂଶକୁ ଉପନିବେଶ କରିଥିଲା । ନିଜର ସମୟକାଳରେ ଶୀର୍ଷରେ ଥିବାବେଳେ ଏହି କମ୍ପାନୀ ବିଭିନ୍ନ ପଦକ୍ଷେପଦ୍ୱାରା ବିଶ୍ୱର ସର୍ବବୃହତ ନିଗମ ଥିଲା । ଇଆଇସିର ନିଜର ସଶସ୍ତ୍ର ବାହିନୀ କମ୍ପାନୀର ତିନୋଟି ପ୍ରେସିଡେନ୍ସି ସେନା ଆକାରରେ ଥିଲା, ଯାହାର ସମୁଦାୟ ସଂଖ୍ୟା ପ୍ରାୟ ୨୬୦,୦୦୦ ସୈନିକ ଥିଲା, ଯାହା ସେତେବେଳେ ବ୍ରିଟିଶ ସେନାଠାରୁ ଦୁଇଗୁଣ ଆକାରର ଥିଲା । କମ୍ପାନୀର କାର୍ଯ୍ୟକଳାପ ବିଶ୍ୱ ବାଣିଜ୍ୟ ସନ୍ତୁଳନ ଉପରେ ଗଭୀର ପ୍ରଭାବ ପକାଇଥିଲା, ଯାହା ରୋମାନ ସମୟରୁ ଦେଖାଯାଉଥିବା ପାଶ୍ଚାତ୍ୟ ବୁଲିୟନର ପୂର୍ବ ଦିଗରେ ପ୍ରବାହିତ ଧାରାକୁ ପ୍ରାୟ ଏକାକୀ ବଦଳାଇ ଦେଇଥିଲା ।
ଗର୍ଭାବସ୍ଥା, (ଅନ୍ୟ ନାମ ପ୍ରେଗନାନ୍ସି ବା ଗ୍ରାଭିଡିଟି ବା ଜେସ୍ଟାସନ, ଇଂରାଜୀରେ ଯଥାକ୍ରମେ Pregnancy or gravidity or gestation) ଏକ ସମୟ ଯେତେବେଳେ ଜଣେ ମହିଳାଙ୍କ ଗର୍ଭରେ ଏକ ନୂତନ ଅପତ୍ୟ (offspring) ସୃଷ୍ଟି ହୁଏ । ଯାଆଁଳା ନାମ ଦିଆଯାଏ ଯେତେବେଳେ ଏକାଧିକ ଶିଶୁ ଗର୍ଭରେ ସୃଷ୍ଟି ହୁଅନ୍ତି । ଯୌନ ସମ୍ଭୋଗ କିମ୍ବା ସାହାଯ୍ୟକାରୀ ପ୍ରଜନନ ପ୍ରକ୍ରିୟାଦ୍ୱାରା ଗର୍ଭାଧାନ ହୋଇପାରେ । ସାଧାଣତଃ ଏଲ.ଏମ.ପି.
ଗ୍ରେଟ୍ ବ୍ରିଟେନ୍ ଓ ଉତ୍ତର ଆୟାର୍ଲ୍ଯାଣ୍ଡ୍ର ଯୁକ୍ତରାଜ୍ୟ, ବା ସାଧାରଣ ଭାବେ ଯୁକ୍ତରାଜ୍ୟ ଇଉରୋପୀୟ ମୂଳ ଭୂଖଣ୍ଡର ପଶ୍ଚିମ ଉପକୂଳରେ ଅବସ୍ଥିତ ଏକ ସାର୍ବଭୌମ ରାଷ୍ଟ୍ର ବା ରାଷ୍ଟ୍ରସଂଘ । ଯୁକ୍ତରାଜ୍ୟ ମଧ୍ୟରେ ଗ୍ରେଟ ବ୍ରିଟେନ ଦ୍ୱୀପ, ଆୟରଲ୍ୟାଣ୍ଡ ଦ୍ୱୀପର ଉତ୍ତରପୂର୍ବ ଭାଗ ଏବଂ ଅନେକ ଛୋଟ ଦ୍ୱୀପ ଅନ୍ତର୍ଭୁକ୍ତ । ଉତ୍ତର ଆୟରଲ୍ୟାଣ୍ଡ୍ ଓ ଆୟରଲ୍ୟାାଣ୍ଡ୍ ସାଧାରଣତନ୍ତ୍ର ମଝିରେ ସ୍ଥଳ ସୀମା ରହିଛି । ଏହାଛଡ଼ା ଯୁକ୍ତରାଜ୍ୟକୁ ଆଟଲାଣ୍ଟିକ ମହାସାଗର ଘେରିରହିଛି । ଏହାର ପୂର୍ବରେ ଉତ୍ତର ସମୁଦ୍ର, ଦକ୍ଷିଣରେ ଇଂରାଜୀ ପ୍ରଣାଳୀ ଏବଂ ଦକ୍ଷିଣ-ପଶ୍ଚିମରେ କେଲଟିକ ସାଗର ରହିଛି । ଏହାର ବେଳା ବିଶ୍ୱର ୧୨ତମ ଦୀର୍ଘ ଉପକୂଳ । ଆଇରିସ ସାଗର ଗ୍ରେଟ ବ୍ରିଟେନ ଏବଂ ଆୟରଲ୍ୟାଣ୍ଡକୁ ଅଲଗା କରିଥାଏ । ଯୁକ୍ତରାଜ୍ୟର ମୋଟ କ୍ଷେତ୍ରଫଳ ୨,୪୦,୦୦୦ ବର୍ଗ କି.ମି.
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ବେଦ ହିନ୍ଦୁ ଧର୍ମର ମୁଖ୍ୟ ଧର୍ମଗ୍ରନ୍ଥ ଏବଂ ସଂହିତା,ବ୍ରାହ୍ମଣଭାଗ,ଆରଣ୍ୟକ,ଉପନିଷଦ,ବେଦାଙ୍ଗ,ଉପବେଦର ସମୂହକୁ ବୁଝାଇଥାଏ । ଋଷିମାନେ ଏହାକୁ ଶୁଣିକରି ମନେରଖୁଥିବାରୁ ଏହାର ଅନ୍ୟନାମ ଶ୍ରୁତି,ଏହି ବେଦ ପରମ୍ପରାକୁ ମାନୁଥିବା ସନାତନହିନ୍ଦୁ ଧର୍ମୀଙ୍କୁ ଶ୍ରୌତୀ ବା ଶ୍ରୋତ୍ରୀୟ କୁହାଯାଏ । ପ୍ରତ୍ୟେକ ବେଦର ନିଜସ୍ୱ ସଂହିତା,ବ୍ରାହ୍ମଣ,ଉପନିଷଦ,ଆରଣ୍ୟକ,ବେଦାଙ୍ଗ ଓ ଉପବେଦ ରହିଛି ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଜନସଂଖ୍ୟା ଅନୁସାରେ ଇଉରୋପୀୟ ଦେଶସମୂହର ସାରଣୀ
ଜନସଂଖ୍ୟା ଅନୁସାରେ ଇଉରୋପୀୟ ଦେଶସମୂହର ସାରଣୀ ମଧ୍ୟରେ ୫୧ଟି ଦେଶ ତଥା ୬ଟି ନିର୍ଭରଶୀଳ ଅଞ୍ଚଳ (ସାଇପ୍ରସ, କାଜାଖସ୍ତାନ, ତୁର୍କୀ ଓ କକାସସର ଦେଶସମୂହ ଅନ୍ତର୍ଭୁକ୍ତ) ରହିଛି ।
ନୂଆଖାଇ (ନୂଆଁଖାଇ ବା ନବାନ୍ନ ଭାବେ ମଧ୍ୟ ଜଣା) ଓଡ଼ିଶାର ପଶ୍ଚିମାଞ୍ଚଳର ଏକ ପାରମ୍ପରିକ ପର୍ବ । ନୂଆଖାଇ ଧାନ ଅମଳର ଖୁସିର ପାଳନ କରିବା ନିମନ୍ତେ କରାଯାଇଥାଏ । ପାଞ୍ଜି ଅନୁସାରେ ଏହା ଭାଦ୍ରବ ମାସର ଶୁକ୍ଳ ପଞ୍ଚମୀ ତିଥିରେ (ଗଣେଶ ଚତୁର୍ଥୀର ପରଦିନ) ପାଳିତ ହୋଇଥାଏ । ଏହି ଦିନ ପ୍ରତି ଗ୍ରାମର ପରିବାରମାନେ ନିଜ ନିଜ ଘରେ ଅକାଣ୍ଡିଆ ଚାଉଳର କ୍ଷୀରି ରାନ୍ଧିବା ସହ ଯୁଗ୍ମ ପରିବାରରେ ତଥା ସମଗ୍ର ଗ୍ରାମରେ ସାମୁହିକ ଭାବେ ମଧ୍ୟ ରାନ୍ଧିଥାନ୍ତି । ଏହି କ୍ଷୀରି "ନବାନ୍ନ" ବା "ନବାର୍ଣ୍ଣ" ନାମରେ ଜଣା । ଗ୍ରାମର ଦେହୁରୀ ସେହି ନବାନ୍ନକୁ ପୂର୍ବଜମାନଙ୍କୁ ଅର୍ପଣ କରିଥାନ୍ତି ଆଉ ଭୋଗ ରୂପେ ସମସ୍ତଙ୍କୁ ବାଣ୍ଟିଥାନ୍ତି । ନୂଆଖାଇ ପାଳନ ପରଦିନ "ନୂଆଖାଇ ବାସି" ପାଳନ ହୁଏ ଓ ଏହିଦିନ ବଳକା ନୂଆନ୍ନ, କ୍ଷୀରି-ପିଠା ଖିଆହେବା ସହ ମାଂସ ରନ୍ଧାଯାଇଥାଏ । ବାସି ପରଦିନ "ତିଆସି" ପାଳନ ହୁଏ ଓ ଏହିଦିନ ଗ୍ରାମବାସୀମାନେ ମାଂସ ସମେତ ବିଭିନ୍ନ ଖାଦ୍ୟ ଓ ମଦ ଖିଆପିଆ ଓ ପାରମ୍ପାରିକ ଖେଳ (ଯଥା ଡୁଡୁ, ଖୋଖୋ, ବାଡ଼ି-ଖିଚା, କୁସ୍ତି) ଖେଳି ସମୟ ଅତିବାହିତ କରିଥାନ୍ତି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ମଧ୍ୟ ଏସିଆ ଏସିଆ ମହାଦ୍ୱୀପର ମଧ୍ୟ ଭାଗ ଅଟେ । ଏହାର ପୂର୍ବରେ "ଚୀନ"ରୁ ପଶ୍ଚିମରେ "କୌସ୍ପିୟନ ସାଗର" ପର୍ଯ୍ୟନ୍ତ, ଏବଂ ଉତ୍ତରରେ "ୠସ"ରୁ ଦକ୍ଷିଣରେ "ଆଫଗାନିସ୍ତାନ" ପର୍ଯ୍ୟନ୍ତ ବିସ୍ତୃତ ଅଟେ । ଭୂବୈଜ୍ଞାନିକମାନଙ୍କଦ୍ୱାରା ମଧ୍ୟ ଏସିଆର ସମସ୍ତ ପରିଭାଷାରେ ଭୂତପୂର୍ବ ସୋବିୟତ ସଂଘର ପାଞ୍ଚଟି ଦେଶ ସର୍ବଦା ଗଣା ଯାଏ :- କାଜାଖସ୍ତାନ , କିରଗୀଜସ୍ତାନ , ତାଜିକିସ୍ତାନ , ତୁର୍କମେନିସ୍ତାନ , ଉଜବେକୀସ୍ତାନ । ଏହା ଛଡ଼ା ମଙ୍ଗୋଲିୟା , ଆଫଗାନିସ୍ତାନ , ଉତ୍ତର ପାକିସ୍ତାନ , ଭାରତର ଲଦାଖ ପ୍ରଦେଶ , ଚୀନର ଶିନଜିୟଙ୍ଗ , ତିବ୍ୱତ କ୍ଷେତ୍ର ଏବଂ ୠସର ସାଇବେରିୟ କ୍ଷେତ୍ରର ଦକ୍ଷିଣ ଭାଗକୁ ମଧ୍ୟ ପ୍ରାୟତଃ ମଧ୍ୟ ଏସିଆର ଅଂଶ ବୋଲି ବୁଝାଯାଏ ।
ଜିନା ସାମଲ ଜଣେ ଓଡ଼ିଆ ଅଭିନେତ୍ରୀ । ସେ ଓଡ଼ିଆ କଥାଚିତ୍ର ଏବଂ ଦୂରଦର୍ଶନରେ ଧାରାବାହିକରେ ଅଭିନୟ କରନ୍ତି । ଜୀନା ଓଡ଼ିଆ କଥାଚିତ୍ର ଫେରିଆ ମୋ ସୁନା ଭଉଣୀ ଜରିଆରେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ସେ ଇ ଟିଭି ଓଡ଼ିଆରେ ପ୍ରସାରତି ଧାରାବାହିକ ତୁଳସୀ, ଅପା ଏବଂ ତରଙ୍ଗ ଟିଭିରେ ପ୍ରସାରିତ କେମିତି ଏ ବନ୍ଧନରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ । ଚଳଚ୍ଚିତ୍ର ଧାରାବାହିକ ସହ ଜିନା ଓଡ଼ିଆ ଆଧୁନିକ ଆଲବମ୍ ଏବଂ କିଛି କାର୍ଯ୍ୟକ୍ରମରେ ବିଚାରକ ଭାବରେ କାର୍ଯ୍ୟ କରିଥିଲେ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ମିହିର ଦାସ (୧୧ ଫେବୃଆରୀ ୧୯୫୯–୧୧ ଜାନୁଆରୀ ୨୦୨୨) ଜଣେ ଓଡ଼ିଆ ସିନେମା ଅଭିନେତା ଥିଲେ । ସେ ତିନି ଦଶକରୁ ଅଧିକ କାଳ ଧରି ନାୟକ, ଚରିତ୍ର, ଖଳନାୟକ ଓ ହାସ୍ୟ ଅଭିନେତା ଭାବରେ ଅନେକ ସିନେମାରେ ଅଭିନୟ କରିଥିଲେ । ସେ ଅନେକ ପୁରସ୍କାର ପାଇଥିଲେ, ବିଶେଷ କରି ଓଡ଼ିଶା ରାଜ୍ୟ ସରକାରଙ୍କଠାରୁ ୧୯୯୮ରେ ଲକ୍ଷ୍ମୀ ପ୍ରତିମା ଓ ୨୦୦୫ରେ ଫେରିଆ ମୋ ସୁନା ଭଉଣୀ ଚଳଚ୍ଚିତ୍ର ପାଇଁ ଶ୍ରେଷ୍ଠ ଅଭିନେତା, ଏବଂ ୨୦୦୨ରେ ରାକ୍ଷୀ ବାନ୍ଧିଲି ମୋ ରଖିବ ମାନ ଏବଂ ପ୍ରେମ ଅଢ଼େଇ ଅକ୍ଷର ପାଇଁ ଶ୍ରେଷ୍ଠ ସହ-ଅଭିନେତା ପୁରସ୍କାର ପାଇଥିଲେ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଲିପି ଜଣେ ଓଡ଼ିଆ ଆଲବମ ଏବଂ କଥାଚିତ୍ର ଅଭିନେତ୍ରୀ । ମୁଁ ବିନା ଘୁଙ୍ଗୁରରେ ନାଚିବି ଆଲବମ୍ ଜରିଆରେ ଆଲବମ୍ ଦୁନିଆରେ ପ୍ରଥମ ଅଭିନୟ ଆରମ୍ଭ କରିଥିଲେ । ସେ ପାଖାପାଖି ୩୦୦୦ଟି ଆଲବମ୍ରେ ଅଭିନୟ କରିଥିଲେ । ୨୦୦୫ରେ ପ୍ରଶାନ୍ତ ନନ୍ଦ ଙ୍କ ନିର୍ଦ୍ଦେଶିତ ଓମ୍ ଶାନ୍ତି ଓମ୍ ଚଳଚ୍ଚିତ୍ରରେ ଲିପି ପ୍ରଥମେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ Jayaprakash Mohanty ଙ୍କ ନିର୍ଦ୍ଦେଶିତ ବ୍ୟାଡ଼୍ ଗାର୍ଲ 'ତୁ ମୋରି ପାଇଁ' ଚଳଚ୍ଚିତ୍ରରେ ନାୟିକା ଭାବରେ ଅଭିନୟ କରିଥିଲେ । ପରେ Daddy, Galpa Nuhe Alpa Dinara, Mimansa ଭଳି ଚଳଚ୍ଚିତ୍ର ରେ ମୁଖ୍ୟ ନାୟିକା ଭାବେ ଅଭିନୟ କରିଛନ୍ତି। ଲିପି ଅନୁଭବ ମହାନ୍ତି ଙ୍କ ଠାରୁ ଆରମ୍ଭ କରି Akash Das Nayak ଭଳି ବରିଷ୍ଠ କଳାକାର ଙ୍କ ସହିତ ଅଭିନୟ କରିଛନ୍ତି।
ଦୁର୍ଗା ପୂଜା ଆଶ୍ୱିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ୱାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ୱାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ୱାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ ।
ମଣିଷ ତା'ନିଜ ଚାରିପଟକୁ ବୁଝିବା, ଜାଣିବା ପାଇଁ ସବୁବେଳେ କୌତୂହଳୀ । ଏଇ କୌତୂହଳରୁ ହିଁ ତା'ର ଜ୍ଞାନ ବଢ଼ିଚାଲିଛି । ସେ ଯେତେବେଳେ ଦଳବାନ୍ଧି ରହିବା ପାଇଁ ଆରମ୍ଭ କଲା, ନିଜ ନିଜ ଭିତରେ ଭାବର ଆଦାନ ପ୍ରଦାନ ପାଇଁ ବିଭିନ୍ନ ଶବ୍ଦ ଓ ସଙ୍କେତ ବ୍ୟବହାର କଲା ଏବଂ ଚାରିପାଖର ଜିନିଷକୁ ମନେରଖିବା ପାଇଁ ଗୋଟିଏ ଗୋଟିଏ ନାଁ ଦେଲା । ବିଭିନ୍ନ ଘଟଣା, ମନର ଭାବକୁ ବର୍ଣ୍ଣନ କରିବା ପାଇଁ ଅଧିକରୁ ଅଧିକ ଶବ୍ଦ ଦରକାର ହେଲା । ଏହିଭିଳି ଧୀରେ ଧୀରେ ଭାଷା ସୃଷ୍ଟି ହେଲା । ଆଦିମ ଅବସ୍ଥାରୁ ବିକଶିତ ହୋଇ ମଧ୍ୟଯୁଗରେ ମଣିଷର ଜ୍ଞାନ କଳା, କାରିଗରୀ, ଇତିହାସ, ଶରୀର ବିଜ୍ଞାନ, ରସାୟନ ଶାସ୍ତ୍ର, ଗଣିତ, ଜୀବ ବିଜ୍ଞାନ ଆଦି କେତେକ ନିର୍ଦ୍ଦିଷ୍ଟ ବିଷୟ ଭିତରେ ହିଁ ସୀମିତ ଥିଲା । ଏବେ କିନ୍ତୁ ତା'ର ଜ୍ଞାନର ପରିସୀମା ବହୁତ ବଢ଼ିଯାଇଛି । ପ୍ରତି ବିଭାଗ ଅନ୍ୟ ବିଭାଗ ସହ ଅଳ୍ପ ବହୁତ ଯୋଡ଼ାହୋଇଛି । ତେଣୁ ଗୋଟିଏ ବିଷୟରେ ଜାଣିବାକୁ ହେଲେ ଅନ୍ୟ ବିଷୟରେ ବି କିଛିଟା ଧାରଣା ରହିବା ଜରୁରୀ । ବିଭିନ୍ନ ବିଷୟରେ ଊଣା ଅଧିକେ ଜଣାଇବା ପାଇଁ ଜ୍ଞାନକୋଷ ବା ଏନସାଇକ୍ଲୋପିଡ଼ିଆର ଜନ୍ମ ।
ଭଞ୍ଜନଗର, ଗଞ୍ଜାମ ଜିଲ୍ଲାର ଏକ ପ୍ରମୁଖ ସହର (ବିଜ୍ଞାପିତ ଅଞ୍ଚଳ ପରିଷଦ) । ଏହାର ପୂରାତନ ନାମ ରସୁଲକୋଣ୍ଡା ଥିଲା । ପରେ ଏହା କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ନାମରେ ନାମିତ ହେଲା । ଏହା ମଧ୍ୟ ଦେଇ ଲୋହାରଖଣ୍ଡି ଏବଂ ବଡନଦୀ ପ୍ରବାହିତ ହେଉଅଛି । ଭଞ୍ଜନଗରର ଜାତୀୟ ପଥ କ୍ରମାଙ୍କ ୭ ବ୍ରହ୍ମପୁରରୁ ଫୁଲବାଣୀକୁ ସଂଯୋଗ କରୁଛି | ବହୁତ ଦେବଦେବୀ ମନ୍ଦିର, ଗୀର୍ଜା, ଚର୍ଚ୍ଚ୍, ମସଜିଦ୍, ବିଦ୍ୟାଳୟ, ଏଠାରେ ଅବସ୍ଥିତ । ଏହା ଛତ୍ରପୁରଠାରୁ ୮୯ କି.ମି ଦକ୍ଷିଣ ଏବଂ ଭୁବନେଶ୍ୱରଠାରୁ ୧୫୯ କି.ମି ପୁର୍ବରେ ଅବସ୍ଥିତ