ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା, ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ । ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ । ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ । ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି ।
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ବସନ୍ତ କୁମାର ଶତପଥୀ (Basanta Kumar Satapathy) (୨୬ ଜୁନ ୧୯୧୩ - ୨୦ ଫେବୃଆରୀ ୧୯୯୪) ଜଣେ ଓଡ଼ିଆ ଗାଳ୍ପିକ, ଅନୁବାଦକ ଏବଂ ଇଂରାଜୀ ଭାଷା ସାହିତ୍ୟର ଅଧ୍ୟାପକ ଥିଲେ । ସେ ୧୨ଟି ଗଳ୍ପ ସଂକଳନ ବ୍ୟତୀତ ଅନେକ ଅନୂଦିତ ପୁସ୍ତକ ତଥା ଏକ ଆତ୍ମଜୀବନୀ ପୁସ୍ତକର ସ୍ରଷ୍ଟା । ସ୍ୱାଧୀନତା ପରବର୍ତ୍ତୀ ଓଡ଼ିଆ ସାହିତ୍ୟକୁ ଯେଉଁ ଅଳ୍ପ କେତେଜଣ ସାହିତ୍ୟିକ ନୂଆ ରୂପରେଖ ପ୍ରଦାନ କରିଥିଲେ, ସେମାନଙ୍କ ମଧ୍ୟରେ ବସନ୍ତ ଶତପଥୀ ଅନ୍ୟତମ । ତାଙ୍କ ଗଳ୍ପଗୁଡ଼ିକ ଝଙ୍କାର, ସମାବେଶ, ଆସନ୍ତାକାଲି ଇତ୍ୟାଦି ପତ୍ରପତ୍ରିକାରେ ପ୍ରକାଶିତ ହୋଇ ଅନେକ ପାଠକୀୟ ଆଦୃତି ଲାଭକରିଥିଲା । ତାଙ୍କଲେଖାରେ ଶ୍ଳେଷ, ତଥା ଚାତୁର୍ଯ୍ୟପୂର୍ଣ୍ଣ ହାସ୍ୟରସ ସହ ଗମ୍ଭୀର ଦୃଷ୍ଟିକୋଣପାଇଁ ସେ ସ୍ୱାତନ୍ତ୍ର୍ୟ ଅର୍ଜ୍ଜନ କରିଛନ୍ତି । ଅନେକ ଆନୁଷ୍ଠାନିକ ସ୍ୱୀକୃତି ସହ ଶ୍ରୀ ଶତପଥୀ ବିପୁଳ ପାଠକୀୟତା ଅର୍ଜ୍ଜନ କରିଥିଲେ । ତାଙ୍କ ଗଳ୍ପ ବହି ଦେଶର ପ୍ରମୁଖ ଭାଷାରେ ଅନୂଦିତ, ଅଧୁନାତନ ଭାବରେ ପ୍ରଫେସର୍ ବିକ୍ରମ କେଶରୀ ଦାସଙ୍କ ଦ୍ୱାରା ତାଙ୍କ ନିର୍ବାଚିତ ଗଳ୍ପ ସଂକଳନ ଇଂରାଜୀରେ ଅନୂଦିତ । ତାଙ୍କ ଗଳ୍ପ ସଂକଳନ ସାହିତ୍ୟ ଅକାଦେମୀ, ନ୍ୟାସନାଲ୍ ବୁକ୍ଟ୍ରଷ୍ଟ୍ ଓ ଭାରତୀୟ ଜ୍ଞାନପୀଠ ଦ୍ୱାରା ପ୍ରକାଶିତ । ଶତପଥୀଙ୍କ ଅନେକ ଗଳ୍ପ ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ତଥା ମହାବିଦ୍ୟାଳୟ ପାଠ୍ୟକ୍ରମରେ ଅନ୍ତର୍ଭୁକ୍ତ ହୋଇଛି । ତାଙ୍କ ଜନ୍ମ ଶତବାର୍ଷିକୀ ଉଭୟ କେନ୍ଦ୍ର ସାହିତ୍ୟ ଅକାଦେମୀ ଓ ଓଡ଼ିଶା ସାହିତ୍ୟ ଏକାଡେମୀ ଦ୍ୱାରା ଆୟୋଜିତ ୨୦୧୩ରେ ଆୟୋଜିତ ହୋଇଛି । ସେ ନିଜର ସାହିତ୍ୟକୃତି ପାଇଁ ଓଡ଼ିଶା ସାହିତ୍ୟ ଏକାଡେମୀ (୧୯୬୮), ବିଷୁବ ପୁରସ୍କାର (୧୯୭୯), ଶାରଳା ସମ୍ମାନ, ଉତ୍କଳ ସାହିତ୍ୟ ସମାଜ ସମ୍ମାନ ଇତ୍ୟାଦିରେ ସମ୍ମାନିତ । ଭାରତୀୟ ସାହିତ୍ୟ କ୍ଷେତ୍ରରେ ତାଙ୍କର ବିଶେଷ ଅବଦାନ ପାଇଁ କେନ୍ଦ୍ର ସାହିତ୍ୟ ଅକାଦେମୀ ତରଫରୁ ଏକ ମନୋଗ୍ରାଫ୍ ପ୍ରକାଶିତ ହୋଇଛି ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ସରକାରୀ ଉଚ୍ଚ ବିଦ୍ୟାଳୟ, ଅଙ୍ଗେଶ୍ୱରପଡ଼ା
ସରକାରୀ ଉଚ୍ଚ ବିଦ୍ୟାଳୟ, ଅଙ୍ଗେଶ୍ୱରପଡ଼ା ଓଡ଼ିଶାରେ ଥିବା ଏକ ସରକାରୀ ବିଦ୍ୟାଳୟ । ଏହି ବିଦ୍ୟାଳୟଟି ୧୯୫୯ ମସିହାରେ ପ୍ରତିଷ୍ଠା ହୋଇଥିଲା ।
ସୁରେନ୍ଦ୍ର ମହାନ୍ତି (୨୧ ମଇ ୧୯୨୨ - ୨୧ ଡିସେମ୍ବର ୧୯୯୦) ଜଣେ ଭାରତୀୟ ରାଜନେତା, ଓଡ଼ିଆ ଲେଖକ ଓ ସାମ୍ବାଦିକ ଥିଲେ । ସେ ତାଙ୍କର ସାମ୍ବାଦିକତା ତଥା ସାହିତ୍ୟ ରଚନା, ସମାଲୋଚନା ଏବଂ ସ୍ତମ୍ଭରଚନା ନିମନ୍ତେ ଜଣାଶୁଣା । ସେ ତାଙ୍କରକୁଳବୃଦ୍ଧ ଉପନ୍ୟାସ ପୁସ୍ତକ ନିମନ୍ତେ ୧୯୮୦ ମସିହାରେ ଶାରଳା ପୁରସ୍କାର, ନୀଳଶୈଳ ଉପନ୍ୟାସ ନିମନ୍ତେ ୧୯୬୯ରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ତଥା ତାଙ୍କ ଆତ୍ମଜୀବନୀ ପଥ ଓ ପୃଥିବୀ ନିମନ୍ତେ ୧୯୮୭ରେ, ଏବଂ ସବୁଜ ପତ୍ର ଓ ଧୂସର ଗୋଲାପ ନିମନ୍ତେ ୧୯୫୯ରେ ଦୁଇଥର ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ଆଦ୍ୟ ରାଜନୈତିକ ଜୀବନରେ ଗଣତନ୍ତ୍ର ସାପ୍ତାହିକ ସମ୍ବାଦପତ୍ରର ସମ୍ପାଦନା ସମେତ ସେ ସମ୍ବାଦର ପ୍ରଥମ ସମ୍ପାଦକ ଥିଲେ ଏବଂ ଜନତା ଓ କଳିଙ୍ଗ ଆଦି ପ୍ରକାଶନର ସମ୍ପାଦନା କରିଥିଲେ । ଜଣେ ରାଜନୈତିଜ୍ଞ ଭାବେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟି ଏବଂ ଗଣତନ୍ତ୍ର ପରିଷଦ ସହ ଜଡ଼ିତ ଥିଲେ ଏବଂ ୧୯୫୨ରୁ ୧୯୫୭ ଯାଏ ରାଜ୍ୟ ସଭା ତଥା ୧୯୫୭ରୁ ୧୯୬୨ ଏବଂ ଆଉ ଥରେ ୧୯୭୮ରୁ ୧୯୮୪ ଯାଏ ଲୋକ ସଭାକୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଏକ ଇଣ୍ଡୋ-ଆର୍ଯ୍ୟ ଭାରତୀୟ ଭାଷା । ଏହା ଭାରତର ଓଡ଼ିଶାରେ ସର୍ବାଧିକ ବ୍ୟବହୃତ ଓ ମୁଖ୍ୟ ସ୍ଥାନୀୟ ଭାଷା ଏବଂ ୯୧.୮୫% ଲୋକଙ୍କଦ୍ୱାରା କଥିତ । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ନେଲସନ ରୋଲିହ୍ହଲ୍ଲା ମଣ୍ଡେଲା (୧୮ ଜୁଲାଇ ୧୯୧୮ - ୫ ଡିସେମ୍ବର ୨୦୧୩) ଦକ୍ଷିଣ ଆଫ୍ରିକାର ପୂର୍ବତନ ରାଷ୍ଟ୍ରମୁଖ୍ୟ (୧୯୯୪-୧୯୯୯) ଥିଲେ । ସେ ଦକ୍ଷିଣ ଆଫ୍ରିକାର ପ୍ରଥମ ଅଣ ଶ୍ୱେତାଙ୍ଗ ବା କୃଷ୍ଣକାୟ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିଲେ । ତାଙ୍କ ଶାସନକାଳ ମଧ୍ୟରେ ଅପାର୍ଥିଡ଼ ନୀତିର ପତନ ହୋଇଥିଲା ତଥା ଚାଲିଆସୁଥିବା ରଙ୍ଗଭେଦ, ଦାରିଦ୍ର୍ୟ, ସାମାଜିକ ଅସମାନତାକୁ ଦୂର କରିବାକୁ ବିଶେଷ ପ୍ରାଧାନ୍ୟ ଦିଆଯାଇଥିଲା । ରାଜନୈତିକ ଭାବେ ସେ ଗଣତାନ୍ତ୍ରିକ ସମାଜବାଦୀ ଚିନ୍ତାଧାରାରେ ବିଶ୍ୱାସ ରଖିଥିଲେ ଏବଂ ଆଫ୍ରିକୀୟ ଜାତୀୟ କଂଗ୍ରେସର ସଭାପତି ଭାବେ ୧୯୯୧ରୁ ୧୯୯୭ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ । ଅନ୍ତର୍ଜାତୀୟ ପଦବୀ ଭାବେ "ନନ-ଆଲାଇନଡ ମୁଭମେଣ୍ଟ"ର ସାଧାରଣ-ସଚିବ ଭାବେ ୧୯୯୮-୧୯୯୯ ପାଇଁ କାର୍ଯ୍ୟରତ ଥିଲେ । ଯୋସା ସଂପ୍ରଦାୟର ଥେମ୍ବୁ ରାଜପରିବାରରେ ଜନ୍ମଗ୍ରହଣ କରି ମଣ୍ଡେଲା ଫୋର୍ଟ ହାରେ ବିଶ୍ୱ ବିଦ୍ୟାଳୟ ଓ ୱିଟୱାଟର୍ସରାଣ୍ଡ ବିଶ୍ୱବିଦ୍ୟାଳୟରେ ଆଇନ ଶିକ୍ଷା କରିଥିଲେ । ଜୋହାନ୍ସବର୍ଗରେ ରହିବା ସମୟରେ ଔପନିବେଶ ବିରୋଧୀ ରାଜନୀତିରେ ଅଂଶଗ୍ରହଣ କରି ଆଫ୍ରିକୀୟ ଜାତୀୟ କଂଗ୍ରେସରେ ଯୋଗଦେଇଥିଲେ ଓ ଏହାର ଯୁବ ସଂଘର ପ୍ରତିଷ୍ଠାତା ସଭ୍ୟ ଥିଲେ । ୧୯୪୮ରେ ନ୍ୟାସନାଲ ପାର୍ଟିର "ଆଫ୍ରିକାନ" ଜାତୀୟତାବାଦୀମାନେ ସରକାର ଗଠନ କରି କ୍ଷମତାକୁ ଆସିବା ପରେ ଅପାର୍ଥିଡ଼କୁ ନୀତିକୁ ପ୍ରାଧାନ୍ୟ ଦେଇଥିଲେ, ଏବଂ ସେହି ସମୟରେ ମଣ୍ଡେଲା ଜାତୀୟ କଂଗ୍ରେସଦ୍ୱାରା ୧୯୫୨ରେ ହୋଇଥିବା ଅସହଯୋଗ ଆନ୍ଦୋଳନରେ ପ୍ରମୁଖ ଭୂମିକା ଗ୍ରହଣ କରି ଟ୍ରାନ୍ସଭାଲ କଂଗ୍ରେସର ସଭାପତି ନିର୍ବାଚିତ ହୋଇଥିଲେ ଏବଂ ୧୯୫୫ରେ "ପିପୁଲ ଅଫ କଂଗ୍ରେସ"କୁ ଉଦବୋଧନ ଦେଇଥିଲେ । ଜଣେ ଓକିଲ ଭାବେ କାର୍ଯ୍ୟ କରୁଥିବା ସମୟରେ ସନ୍ଦେହଜନକ କାର୍ଯ୍ୟକଳାପ ପାଇଁ ଓ ଜାତୀୟ କଂଗ୍ରେସ ନେତା ଭାବେ ୧୯୫୫ରୁ ୧୯୬୧ ଯାଏଁ ଦେଶଦ୍ରୋହ ପାଇଁ ଅଭିଯୁକ୍ତ ହୋଇଥିଲେ ମଧ୍ୟ ଶେଷରେ ନିର୍ଦ୍ଦୋଷ ସାବ୍ୟସ୍ତ ହୋଇଥିଲେ । ଯଦିଓ ଆନ୍ଦୋଳନ ଆରମ୍ଭରେ ସେ ଅହିଂସା ନୀତିରେ ବିଶ୍ୱାସ ରଖିଥିଲେ; କିନ୍ତୁ ସାଉଥ ଆଫ୍ରିକାନ କମ୍ୟୁନିଷ୍ଟ ପାର୍ଟି ସହ ମିଶି ୧୯୬୧ରେ "ଉମଖୋଂତ ୱେ ସିଜୱେ" ନାମରେ ଏକ ସଶସ୍ତ୍ର ବାହିନୀ ଗଠନ କରି, ସରକାର ବିରୁଦ୍ଧରେ ବହୁ ବୋମାମାଡ଼ର ନେତୃତ୍ୱ ନେଇଥିଲେ । ୧୯୬୨ ମସିହାରେ ଗଣସଂହାର ଓ ଅନ୍ତର୍ଘାତୀ କାର୍ଯ୍ୟପାଇଁ ଦୋଷୀ ସାବ୍ୟସ୍ତ ହୋଇ ରିଭିନିଆ ଶୁଣାଣୀରେ ଆଜୀବନ କାରାବାସ ପାଇଁ ଦଣ୍ଡ ପାଇଥିଲେ । ରଙ୍ଗଭେଦ ନୀତି ଓ ଅପାର୍ଥିଡ଼ ବିରୋଧରେ ଲଢ଼ି ସେ ନିଜ ଜୀବନକାଳର ୨୭ ବର୍ଷ କାଳ ରୋବେନ ଦ୍ୱୀପର କାରାଗାର, ପୋଲ୍ସମୁର କାରାଗାର ଓ ଭିକ୍ଟର ଭର୍ଷ୍ଟର କାରାଗାରରେ କଟାଇଥିଲେ । ତାଙ୍କୁ ମୁକ୍ତ କରିବା ପାଇଁ ଆନ୍ତର୍ଜାତିକ ଚାପ ବଢ଼ିବାରୁ ୧୯୯୦ରେ ଛାଡ଼ ପାଇଥିଲେ । ଜାତୀୟ କଂଗ୍ରେସର ସଭାପତି ଥିବା ସମୟରେ ମଣ୍ଡେଲା ନିଜର ଆତ୍ମଜୀବନୀ ପ୍ରକାଶ କରିଥିଲେ ଓ ତତକାଳୀନ ରାଷ୍ଟ୍ରପତି ଏଫ.ଡବଲ୍ୟୁ.
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ସଂସ୍କୃତ (, संस्कृत-, saṃskṛta-, ସାଧାରଣତଃ संस्कृतम्, saṃskṛitam) ବିଶ୍ବର ଏକ ପୁରାତନ ତଥା ଭାରତରେ ପ୍ରଚଳିତ ଏକ ଶାସ୍ତ୍ରୀୟ ଭାଷା । ଏହା ଭାରୋପୀୟ ଭାଷା ପରିବାରର ଏକ ଆର୍ଯ୍ୟ ଭାଷା । ଏହାର ପୂର୍ବବର୍ତ୍ତୀ ଭାଷାଗୁଡ଼ିକ ପ୍ରାକ୍ତନ ତାମ୍ର ଯୁଗରେ ଉତ୍ତର-ପଶ୍ଚିମରୁ ବିସ୍ତାର ଲାଭ କଲାପରେ ଏହା ଦକ୍ଷିଣ ଏସିଆରେ ବ୍ୟାପୀଥିଲା । ସଂସ୍କୃତ ହିନ୍ଦୁ ଧର୍ମର ପବିତ୍ର ଭାଷା ଓ ଶାସ୍ତ୍ରୀୟ ହିନ୍ଦୁ ଦର୍ଶନ ଶାସ୍ତ୍ରରେ, ବୌଦ୍ଧ ଏବଂ ଜୈନ ଧର୍ମର ଐତିହାସିକ ପାଠ୍ୟରେ ବ୍ୟବହାର ହୋଇଥିଲା । ଏହା ପ୍ରାଚୀନ ଏବଂ ମଧ୍ୟଯୁଗୀୟ ଦକ୍ଷିଣ ଏସିଆରେ ଏକ ସଂଯୋଗ ଭାଷା ଥିଲା ଏବଂ ପ୍ରାରମ୍ଭିକ ମଧ୍ୟଯୁଗୀୟ ଯୁଗରେ ଦକ୍ଷିଣ ପୂର୍ବ ଏସିଆ, ପୂର୍ବ ଏସିଆ ଏବଂ ମଧ୍ୟ ଏସିଆକୁ ହିନ୍ଦୁ ଏବଂ ବୌଦ୍ଧ ସଂସ୍କୃତି ବ୍ୟାପିବା ପରେ ଏହା ଧର୍ମ ଏବଂ ଉଚ୍ଚ ସଂସ୍କୃତିର ଭାଷା ଏବଂ ଏହି କ୍ଷେତ୍ରରେ ରାଜନୈତିକ ଉଚ୍ଚବର୍ଗଙ୍କ ଭାଷାରେ ପରିଣତ ହୋଇଥିଲା । ଫଳରେ ବିଶେଷ କରି ବିଭିନ୍ନ ଦକ୍ଷିଣ ଏସିଆ, ଦକ୍ଷିଣପୂର୍ବ ଏସିଆ ଏବଂ ପୂର୍ବ ଏସିଆର ଭାଷାଗୁଡ଼ିକର ଔପଚାରିକ ଏବଂ ପରିବର୍ତ୍ତିତ ଶବ୍ଦାବଳୀ ଉପରେ ସଂସ୍କୃତ ସ୍ଥାୟୀ ପ୍ରଭାବ ପକାଇଥିଲା । ସଂସ୍କୃତ ସାଧାରଣତଃ ଅନେକ ପୁରୁଣା ଇଣ୍ଡୋ-ଆର୍ଯ୍ୟ ଭାଷା ପ୍ରକାରକୁ ସୂଚାଏ । ଏହାର ସବୁଠାରୁ ପୁରୁଣା ହେଉଛି ଋକବେଦରେ ମିଳୁଥିବା ବୈଦିକ ସଂସ୍କୃତ । ତାହା ଖ୍ରୀ.ପୂ. ୧୫୦୦ ମସିହାରୁ ଖ୍ରୀ.ପୂ. ୧୨୦୦ ମସିହା ମଧ୍ୟରେ ରଚନା କରାଯାଇଥିବା ୧,୦୨୮ଟି ଶ୍ଳୋକକୁ ନେଇ ଗଠିତ ଓ ଏସବୁକୁ ବର୍ତ୍ତମାନର ଉତ୍ତର ପାକିସ୍ତାନ ଓ ଆଫଗାନିସ୍ତାନରୁ ଉତ୍ତର ଭାରତର ଆଡ଼କୁ ପୂର୍ବମୁଖୀ ହୋଇ ପ୍ରବାସ କରୁଥିବା ଇଣ୍ଡୋ-ଆର୍ଯ୍ୟ ଜନଜାତିମାନେ ରଚନା କରିଥିଲେ । ବୈଦିକ ସଂସ୍କୃତ ଭାରତୀୟ ଉପମହାଦେଶର ପୂର୍ବବର୍ତ୍ତୀ ପ୍ରାଚୀନ ଭାଷାମାନଙ୍କ ସହ ଆଦାନ ପ୍ରଦାନ କରିବା ବେଳେ ପ୍ରଥମ କରି ଭେଟିଥିବା ଗଛ ଏବଂ ପଶୁମାନଙ୍କ ନାମ ମଧ୍ୟ ଆହରଣ କରିଥିଲା । ଏହା ବ୍ୟତୀତ ପ୍ରାଚୀନ ଦ୍ରାବିଡ଼ ଭାଷାଗୋଷ୍ଠୀ ସଂସ୍କୃତର ଧ୍ୱନିବିଜ୍ଞାନ ଏବଂ ଗଠନକୁ ପ୍ରଭାବିତ କରିଥିଲେ । "ସଂସ୍କୃତ" ମଧ୍ୟ ଅତି ସାଧାରଣ ଭାବେ ଶାସ୍ତ୍ରୀୟ ସଂସ୍କୃତକୁ ସୂଚାଏ । ଶାସ୍ତ୍ରୀୟ ସଂସ୍କୃତ ଏକ ୧ମ ମସିହାର ମଧ୍ୟଭାଗରେ ଉତ୍ପନ୍ନ ହୋଇଥିବା ଏବଂ ପ୍ରାଚୀନ ବ୍ୟାକରଣଗୁଡ଼ିକ ମଧ୍ୟରେ ସବୁଠାରୁ ବ୍ୟାପକ ଭାବେ ପାଣିନୀଙ୍କ ଅଷ୍ଟାଧ୍ୟାୟୀଦ୍ୱାରା ("ଆଠଟି ଅଧ୍ୟାୟ") ମାନକୀକରଣ ହୋଇଥିଲା । କାଳିଦାସ ସଂସ୍କୃତ ଭାଷାର ସର୍ବଶ୍ରେଷ୍ଠ ନାଟ୍ୟକାର ଓ ସେ ଶାସ୍ତ୍ରୀୟ ସଂସ୍କୃତରେ ଲେଖୁଥିଲେ । ଆଧୁନିକ ଗଣିତର ମୂଳଦୁଆ ପ୍ରଥମେ ଶାସ୍ତ୍ରୀୟ ସଂସ୍କୃତରେ ବର୍ଣ୍ଣନା କରାଯାଇଥିଲା । ତେବେ ସଂସ୍କୃତରେ ରଚିତ ଦୁଇ ପ୍ରମୁଖ ମହାକାବ୍ୟ ମହାଭାରତ ଏବଂ ରାମୟଣ ବିଭିନ୍ନ ମୌଖିକ କାହାଣୀ ବର୍ଣ୍ଣନା ଶୈଳୀରେ ରଚିତ ଓ ଏହି ସଂସ୍କୃତକୁ ମହାକାବ୍ୟ ସଂସ୍କୃତ କୁହାଯାଉଥିଲା । ଏହା ଉତ୍ତର ଭାରତରେ ଖ୍ରୀ.ପୂ.
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ୱ ଓ ଧାର୍ମିକ ଗୁରୁତ୍ତ୍ୱ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱରଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରିରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରିରେ ୧୮ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
ଓମୁଆମୁଆ (ଇଂରାଜୀ ଓ ହାୱାଇ ସ୍ଥାନୀୟ ଭାଷାରେ ʻOumuamua ( (listen))) ଏକ ମହାଜାଗତିକ ବସ୍ତୁ ଯାହା ଆମ ସୌରମଣ୍ଡଳ ମଧ୍ୟ ଦେଇ ଗତି କରୁଛି ଓ ଏପରି ଏକ ଦୃଶ୍ୟ ପ୍ରଥମ ଥର ପାଇଁ ଦେଖିବାକୁ ମିଳିଛି । ୧I/୨୦୧୭ U୧ (1I/2017 U1) ବୋଲି ନାମିତ ଏହି ବସ୍ତୁ ୨୦୧୭ ମସିହା ଅକ୍ଟୋବର ୧୯ ତାରିଖ ଦିନ ହାୱାଇର ହେଲିଆକାଲା ମହାକାଶ ନିରୀକ୍ଷଣାଗାରରେ ରବର୍ଟ୍ ୱେରିକ୍ଙ୍କ ପ୍ୟାନ୍-ଷ୍ଟାର୍ରସ୍ ଦୂରବିକ୍ଷଣ ଯନ୍ତ୍ରଦ୍ୱାରା ଆବିଷ୍କୃତ ହୋଇଥିଲା । ଆବିଷ୍କୃତ ହେବା ବେଳକୁ ଏହା ନିଜର ଗତିପଥରେ ସୂର୍ଯ୍ୟଠାରୁ ନିକଟତମ ବିନ୍ଦୁକୁ ଅତିକ୍ରମ କରି ୪୦ ଦିନ ହୋଇସାରିଥିଲା । ଓମୁଆମୁଆର ଅବସ୍ଥିତି ପ୍ରଥମେ ଜଣାପଡ଼ିବା ସମୟରେ ଏହା ପୃଥିବୀଠାରୁ ୩.୩ କୋଟି କିଲୋମିଟର (ପୃଥିବୀ ଓ ଚନ୍ଦ୍ର ମଧ୍ୟବର୍ତ୍ତୀ ଦୂରତାର ପ୍ରାୟ ୮୫ ଗୁଣ) ଦୂରରେ ରହିଥିଲା ଓ ସୂର୍ଯ୍ୟଠାରୁ ଦୂରକୁ ଗତି କରୁଥିଲା ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୪) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
ଦେବସ୍ନାନ ପୂର୍ଣ୍ଣିମା ପରଦିନଠାରୁ ନେତ୍ରୋତ୍ସବ ପର୍ଯ୍ୟନ୍ତ ଜଗନ୍ନାଥ ମନ୍ଦିରରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରା ଜରରେ ପୀଡ଼ିତ ହୋଇ ଉପଚାର ଘେନୁଥିବାରୁ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତିନାହିଁ । ଏହି କାଳକୁ ଅଣସର ବା ଅନବସର କୁହାଯାଏ । ଦେବସ୍ନାନ ପୂର୍ଣ୍ଣିମା ଦିନ ଦେବସ୍ନାନ ମଣ୍ଡପରେ ଜଗନ୍ନାଥ, ବଳଭଦ୍ର, ଓ ସୁଭଦ୍ରାଙ୍କ ପ୍ରତିମା ଉପରେ ସୁନାକୂଅର ଅଧିବାସ ହୋଇ ରହିଥିବା ୧୦୮ ଗରା ଜଳ ଢଳାହୋଇ ସ୍ନାନ କରାଯାଏ । ଲଗାତର ୨୧ଦିନ ଧରି ନରେନ୍ଦ୍ର ପୋଖରୀରେ ଚାପଖେଳିବା ପରେ ଶ୍ରୀଜୀଉମାନେ ୧୦୮ ଗରା ଜଳରେ ସ୍ନାନ କରିବାରୁ ତାଙ୍କୁ ଜ୍ୱର ହୋଇଛି ବୋଲି ଯାତ୍ରୀମାନଙ୍କୁ କୁହାଯାଏ । ଜ୍ୱର ହେବାପରେ ଶ୍ରୀଜୀଉମାନଙ୍କୁ ଉପଚାର କରିବା ନିମନ୍ତେ ଦଇତାପତି ସେବକ ଓ ଅନ୍ୟ ସେବକମାନେ ଠାକୁରମାନଙ୍କୁ ଅଣସର ଘରକୁ (ଜଗନ୍ନାଥ ମନ୍ଦିରର ଜଗମୋହନରେ ଚନ୍ଦନ ଅର୍ଗଳି ନିକଟରେ ଥିବା ଏକ ସ୍ଥାନ) ନିଅନ୍ତି । ଏହି ସମୟରେ ମହାପ୍ରଭୁଙ୍କ ଦେହରେ ଚୁଆ, କର୍ପୁର, କସ୍ତୁରୀ ଓ ଚନ୍ଦନ ଲେପନ କରାଯିବା ସହ ପାରମ୍ପାରିକ ଉପଚାର କରାଯାଏ । ଅଣସର ଘରେ କେବଳ ଦଇତା ସେବକମାନେ ଅର୍ଥାତ ବିଶ୍ୱାବସୁଙ୍କ ବଂଶଧରମାନେ ସେବାକାର୍ଯ୍ୟ କରନ୍ତି । ବର୍ଷକ ବାର ମାସ ମଧ୍ୟରୁ ପତି ମହାପାତ୍ର ବା ବ୍ରାହ୍ମଣମାନଙ୍କ ସେବା ୧୧ମାସ ଏବଂ ଦଇତାମାନଙ୍କ ସେବା ଏକ ମାସ । ଏହା ଆଷାଢ଼ କୃଷ୍ଣ ପ୍ରତିପଦାରୁ ନୀଳାଦ୍ରୀ ବିଜେ ଯାଏଁ ଚଉଦଦିନ ଧରି କରାଯାଇଥାଏ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର, ପଠାଣି ସାମନ୍ତ ନାମରେ ପରିଚିତ, ଜଣେ ଭାରତୀୟ ଜ୍ୟୋତିର୍ବିଦ, ଗଣିତଜ୍ଞ ଓ ବିଦ୍ୱାନ ଥିଲେ । ସେ ବାଉଁଶ ନଳୀ ସାହାଯ୍ୟରେ ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ଗଣନା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବା ନିମନ୍ତେ ଜଣା। ସେ ନିଜ ଗବେଷଣା ସିଦ୍ଧାନ୍ତ ଦର୍ପଣ ଗ୍ରନ୍ଥ ରଚନା କରି ପ୍ରକାଶ କରିଥିଲେ । ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ନାମ ଏକ ପାଞ୍ଜି ପ୍ରଚଳିତ ।
ଆଲଜିମର ରୋଗ (ଇଂରାଜୀରେ Alzheimer's disease (AD), ବା ଆଲ୍ଜ୍ହେମର୍ ରୋଗ Alzheimer disease, ବା କେବଳ ଆଲ୍ଜ୍ହେମର୍ସ୍ Alzheimer's,) ଡିମେନ୍ସିଆର ୬୦ରୁ ୭୦ % ଭାଗ ଅଧିକାର କରିଥାଏ । ଏହା ଏକ ସ୍ନାୟୁ ଅପଜନନକାରୀ (degenerative) ରୋଗ ଯାହା ଧୀରେ ଆରମ୍ଭ ହୁଏ ଓ ସମୟକ୍ରମେ ଖରାପ ଦିଗକୁ ଗତି କରେ । ଏହାର ପ୍ରାଥମିକ ଲକ୍ଷଣ ମଧ୍ୟରେ ସଦ୍ୟ ଘଟଣାବଳୀ ପାଶୋରିବା (କ୍ଷଣସ୍ଥାୟୀ ସ୍ମୃତିଶକ୍ତି) ହ୍ରାସ ହେବା ଲକ୍ଷ କରାଯାଏ । ରୋଗ ଅଗ୍ରଗତି କରିବା ସଙ୍ଗେ ସଙ୍ଗେ ଅନ୍ୟ ଲକ୍ଷଣ ଯେପରିକି କଥାବାର୍ତ୍ତା ବା ଲିଖନ ଭିତ୍ତିକ ସମ୍ପର୍କରେ ଅବନତି, ସ୍ଥାନ କାଳ ପାତ୍ର ଅବସ୍ଥିତି ସମ୍ପର୍କରେ ଅବନତି, ସହଜରେ ହଜିଯିବା, ଅସ୍ଥିର ମାନସ, ପ୍ରେରଣାଶକ୍ତି ହାନୀ, ନିଜ ଯତ୍ନ ଅକ୍ଷମତା ଓ ଦୁର୍ବ୍ୟବହାର କରିବା ଦେଖାଯାଏ । ରୋଗ ଆହୁରି ଆଗେଇଲେ ପରିବାର ଓ ସମାଜରୁ ରୋଗୀ ଦୂରେଇଯାଏ । ଶାରୀରିକ କ୍ରିୟାହାନୀ ହୋଇ ଧୀରେ ମୃତ୍ୟୁ ହୁଏ । ରୋଗର ଅଗ୍ରଗତି ସର୍ବଦା ସମାନ ନ ହେଲେ ମଧ୍ୟ ଆୟୁଷ ୩ରୁ ୯ ବର୍ଷ ରହେ ।
ବାସ୍ତୁ ଶାସ୍ତ୍ର ଏକ ପାରମ୍ପରିକ ହିନ୍ଦୁ ବ୍ୟବସ୍ଥା ଅଟେ ଯାହା ଶାବ୍ଦିକ ରୂପରେ ବସ୍ତୁକଳାର ବିଜ୍ଞାନର ଅନୁବାଦ କରିଥାଏ । ଏହା ଭାରତୀୟ ଉପ ମହାଦ୍ୱୀପରେ ପାଇଥିବା ଗ୍ରନ୍ଥ ଅଟେ ଯାହା ଡିଜାଇନ, ଲେଆଉଟ, ମାପ, ଜମିର ପ୍ରସ୍ତୁତି, ଅନ୍ତରୀକ୍ଷ ବ୍ୟବସ୍ଥା ଏବଂ ସ୍ଥାନୀୟ ଜ୍ୟାମିତିର ସିଦ୍ଧାନ୍ତର ବର୍ଣ୍ଣନା କରିଥାଏ । ବାସ୍ତୁ ଶାସ୍ତ୍ରରେ ପାରମ୍ପରିକ ହିନ୍ଦୁ ସାମିଲ ଥାନ୍ତି ଏବଂ କିଛି ମାମଲାରେ ବୌଦ୍ଧ ବିଶ୍ୱାସର ଆବଶ୍ୟକତା, ଡିଯାଇନର ଉଦେଶ୍ୟ ପ୍ରକୃତି ସହିତ ବାସ୍ତୁକଳା, ସାରଞ୍ଚନାର ବିଭିନ୍ନ ଅଂଶର ପାରିବାରିକ କାର୍ଯ୍ୟ ଏବଂ ଜ୍ୟାମିତୀୟ ଯନ୍ତ୍ରର ଉପଯୋଗ କରୁଥିବା ପ୍ରାଚୀନ ମାନ୍ୟତା, ସମମିତି ଏବଂ ଦେଶାତ୍ମକ ସଂଗ୍ରକ୍ଷଣ ସାମିଲ ହୋଇଥାଏ ।
ଓଷ୍ଟିଓଆର୍ଥ୍ରାଇଟିସ (ଓଏ) ବା କ୍ଷୟକାରୀ ଗଣ୍ଠି ରୋଗ, ଅନ୍ୟ ଜଣାଶୁଣା ନାମ ଡିଜେନେରେଟିଭ ଆର୍ଥ୍ରାଇଟିସ, ଡିଜେନେରେଟିଭ ଗଣ୍ଠି ରୋଗ, ବା ଡିଜେନେରେଟିଭ ଆର୍ଥ୍ରୋସିସ, ଏକ ପ୍ରକାର ଗଣ୍ଠି ରୋଗ ଯେଉଁଥିରେ ଗଣ୍ଠି ଉପାସ୍ଥି ଓ ଏହା ନିମ୍ନସ୍ଥ ଅସ୍ଥି କ୍ଷୟ ହୁଏ । ଏହି ରୋଗର ଅତି ସାଧାରଣ ଲକ୍ଷଣ ମଧ୍ୟରେ ଗଣ୍ଠି ଯନ୍ତ୍ରଣା ଓ ଗଣ୍ଠି ଚଳନ ଅକ୍ଷମତା ମୂଖ୍ୟତଃ ଦେଖାଯାଏ । ପ୍ରଥମେ ପ୍ରଥମେ ବ୍ୟାୟାମ କଲାପରେ ଲକ୍ଷଣ ପ୍ରକାଶ ପାଏ, ସମୟ କ୍ରମେ ଏହା ସର୍ବଦା ପ୍ରକାଶ ପାଏ । ଅନ୍ୟାନ୍ୟ ଲକ୍ଷଣ: ଗଣ୍ଠିରେ ତରଳ ପଦାର୍ଥ ଜମେ, ଗଣ୍ଠିର ଚଳନ କ୍ଷମତା କମିଯାଏ, ପିଠି ଗଣ୍ଠିରେ ରୋଗ ହେଲେ ପିଠି ଦୁର୍ବଳ ଲାଗେ କିମ୍ବା ହାତ ଗୋଡ କାଲୁଆ ହୋଇଯାଏ । ଅଧିକ ରୋଗଗ୍ରସ୍ତ ହେଉଥିବା ଗଣ୍ଠିମାନଙ୍କର ନାମ ଆଙ୍ଗୁଠି ଅଗ ଗଣ୍ଠି, ବୃଦ୍ଧାଙ୍ଗୁଳି ମୂଳ ଗଣ୍ଠି, ବେକ, ଅଣ୍ଟା, ଆଣ୍ଠୁ ଓ ପିଚା ଗଣ୍ଠି । ଦେହର ଏକ ପାଖର ଗଣ୍ଠି ଅଧିକ ରୋଗଗ୍ରସ୍ତ ହୁଏ । ସାଧାରଣତଃ ବର୍ଷ ବର୍ଷ ଧରି ରୋଗ ଧୀରେ ଧୀରେ ହୁଏ । ଏହାଦ୍ୱାରା ବ୍ୟବସାୟ ଓ ଦୈନନ୍ଦିନ କାର୍ଯ୍ୟ ବାଧାପ୍ରାପ୍ତ ହୁଏ । ଅନ୍ୟାନ୍ୟ ଗଣ୍ଠି ରୋଗ ଭଳି ନ ହୋଇ ଏହା କେତେକ ନିର୍ଦ୍ଦିଷ୍ଟ ଗଣ୍ଠିକୁ ଧରେ ।
ଅଶୋକ (୩୦୪- ୨୩୨ ଖ୍ରୀ: ପୂ ) ଜଣେ ପ୍ରାଚୀନ ଭାରତର ମୌର୍ଯ୍ୟ ବଂଶୀୟ ସମ୍ରାଟ ଥିଲେ ଯିଏ ୨୬୯ ଖ୍ରୀ: ପୂରୁ ୨୩୨ ଖ୍ରୀ: ପୂ ଭିତରେ ସମଗ୍ର ଭାରତୀୟ ଉପମହାଦେଶକୁ ନିଜ ଅଧୀନକୁ ନେଇ ଆସି ଥିଲେ । ତାଙ୍କ ସାମ୍ରାଜ୍ୟ ପଶ୍ଚିମରେ ପାକିସ୍ଥାନ ଓ ଆଫଗାନିସ୍ତାନଠାରୁ ପୂର୍ବରେ ବଙ୍ଗଳାଦେଶ ପର୍ଯ୍ୟନ୍ତ ଏବଂ ଉତ୍ତରରେ ପଞ୍ଜାବଠାରୁ ଦକ୍ଷିଣରେ ପାଖାପାଖି ଆନ୍ଧ୍ର ପ୍ରଦେଶ ଓ କେରଳ ପର୍ଯ୍ୟନ୍ତ ବିସ୍ତୃତ ଥିଲା । ମୌର୍ଯ୍ୟ ସାମ୍ରାଜ୍ୟର ରାଜଧାନୀ ପାଟଳୀପୁତ୍ରଠାରେ ଥିଲା । ସେ ବିଧ୍ୱଂସୀ କଳିଙ୍ଗ ଯୁଦ୍ଧର ତାଣ୍ଡବଲୀଳା ଦେଖିବା ପରେ ଧର୍ମାଶୋକରେ ପରିବର୍ତ୍ତିତ ହୋଇ ଯାଇଥିଲେ ଓ ବୌଦ୍ଧ ଧର୍ମ ଗ୍ରହଣ କରି ଥିଲେ । ସଂସ୍କୃତରେ ଅଶୋକର ଅର୍ଥ ହେଉଛି : "ଯନ୍ତ୍ରଣା ହୀନତା" । ଖୀ. ପୂ. ୨୬୦ରେ ଅଶୋକ କଳିଙ୍ଗ (ବର୍ତ୍ତମାନ ଓଡ଼ିଶା) ଆକ୍ରମଣ କରିଥିଲେ । ସେ କଳିଙ୍ଗକୁ ପରାସ୍ତ କରି ନିୟନ୍ତ୍ରଣରେ ରଖିଥିଲେ, ଯାହା ତାଙ୍କର ପୂର୍ବପୁରୁଷ କରିପାରିନଥିଲେ। । "ଅଶୋକଙ୍କ ପ୍ରତିଫଳନରେ କଳିଙ୍ଗ ଯୁଦ୍ଧର,ଫଳାଫଳ୧୦୦,୦୦୦ ମୃତ ଏବଂ୧୫୦,୦୦୦ଆହତ, ଯୁଦ୍ଧ ଶେଷରେ ପ୍ରାୟତଃ ୨୦୦,୦୦୦ ମୃତ୍ୟୁବରଣ କରିଥିଲେ"।। ଅଶୋକ ଖ୍ରୀ.
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ଶିବ ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ମାନବ ଇମ୍ମ୍ୟୁନାଭାବ ଭୁତାଣୁ ସଂକ୍ରମଣ ଓ ଅର୍ଜିତ ଇମ୍ମ୍ୟୁନାଭାବ ସିଣ୍ଡ୍ରୋମ (HIV and AIDS) ଏକ ବିସ୍ତୃତ ଶ୍ରେଣୀର ଭୁତାଣୁ ଜନିତ ସଂକ୍ରମଣ ଯାହା ମାନବ ଇମ୍ମ୍ୟୁନାଭାବ ଭୁତାଣୁଦ୍ୱାରା ହୁଏ । ରୋଗ ଆରମ୍ଭ ସମୟରେ ଲକ୍ଷଣ ଜଣାଯାଇ ନ ପାରେ ବା ସାମାନ୍ୟ ଇନ୍ଫ୍ଲୁଏଞ୍ଜା ରୋଗ ଭଳି ଲକ୍ଷଣ ପ୍ରକାଶ ପାଏ । ଏହା ପଶ୍ଚାତ ବହୁତ ଦିନ ଧରି କୌଣସି ଲକ୍ଷଣ ଦେଖାଯାଏ ନାହିଁ । ସମୟକ୍ରମେ ଇମ୍ମ୍ୟୁନିଟି ବିଭାଗକୁ ଦୁର୍ବଳ କରିଦେବା ଫଳରେ ଯକ୍ଷ୍ମା ତଥା ଅନ୍ୟାନ୍ୟ ସଂକ୍ରମଣ ଓ ଅର୍ବୁଦ ଦେଖାଯାଏ ଯାହା ଇମ୍ମ୍ୟୁନିଟି ଥିବା ଲୋକଙ୍କଠାରେ ଦେଖାଯାଏ ନାହିଁ । ବିଳମ୍ବିତ ଲକ୍ଷଣ ବାହାରିଲେ ଏଡସ୍ କୁହାଯାଏ । ଏହି ସମୟରେ ଓଜନ ହ୍ରାସ ହୁଏ ।
ଲିପି ଜଣେ ଓଡ଼ିଆ ଆଲବମ ଏବଂ କଥାଚିତ୍ର ଅଭିନେତ୍ରୀ । ମୁଁ ବିନା ଘୁଙ୍ଗୁରରେ ନାଚିବି ଆଲବମ୍ ଜରିଆରେ ଆଲବମ୍ ଦୁନିଆରେ ପ୍ରଥମ ଅଭିନୟ ଆରମ୍ଭ କରିଥିଲେ । ସେ ପାଖାପାଖି ୩୦୦୦ଟି ଆଲବମ୍ରେ ଅଭିନୟ କରିଥିଲେ । ୨୦୦୫ରେ ପ୍ରଶାନ୍ତ ନନ୍ଦ ଙ୍କ ନିର୍ଦ୍ଦେଶିତ ଓମ୍ ଶାନ୍ତି ଓମ୍ ଚଳଚ୍ଚିତ୍ରରେ ଲିପି ପ୍ରଥମେ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ ଆରମ୍ଭ କରିଥିଲେ । ଏହାପରେ Jayaprakash Mohanty ଙ୍କ ନିର୍ଦ୍ଦେଶିତ ବ୍ୟାଡ଼୍ ଗାର୍ଲ 'ତୁ ମୋରି ପାଇଁ' ଚଳଚ୍ଚିତ୍ରରେ ନାୟିକା ଭାବରେ ଅଭିନୟ କରିଥିଲେ । ପରେ Daddy, Galpa Nuhe Alpa Dinara, Mimansa ଭଳି ଚଳଚ୍ଚିତ୍ର ରେ ମୁଖ୍ୟ ନାୟିକା ଭାବେ ଅଭିନୟ କରିଛନ୍ତି। ଲିପି ଅନୁଭବ ମହାନ୍ତି ଙ୍କ ଠାରୁ ଆରମ୍ଭ କରି Akash Das Nayak ଭଳି ବରିଷ୍ଠ କଳାକାର ଙ୍କ ସହିତ ଅଭିନୟ କରିଛନ୍ତି।
ଅଙ୍କୁଶକୃମି (ହୁକ୍ୱାର୍ମ/ hookworm) ଏକ ପ୍ରକାର ଗୋଲକୃମି (roundworm) ଓ ଅନ୍ତ୍ରନଳୀ ପରଜୀବୀ, ଇଂରାଜୀରେ ତାହାକୁ ନେମାଟୋଡ Nematode ଦଳରେ ଅନ୍ତର୍ଭୁକ୍ତ କରାଯାଏ । ଏହି ରୋଗ ଆରମ୍ଭ ସମୟରେ ସାମାନ୍ୟ ଗଲୁ ଓ ରାସ ଦେଖାଯାଏ । ଏହା ଆଶ୍ରୟଦାତାର ବା ହୋଷ୍ଟର କ୍ଷୁଦ୍ର ଅନ୍ତ୍ରନଳୀରେ ବାସ କରେ, ଏହି ହୋଷ୍ଟମାନେ ସ୍ତନ୍ୟପାୟୀ ଜୀବ ଯଥା ମଣିଷ, କୁକୁର ବା ବିଲେଇ ହୋଇପାରନ୍ତି । ଅନେକ ଗୁଡ଼ିଏ କୃମିଦ୍ୱାରା ଆକ୍ରାନ୍ତ ହେଲେ ପେଟ ଯନ୍ତ୍ରଣା (abdominal pain), ତରଳ ଝାଡ଼ା, ଓଜନ ହ୍ରାସ, ଥକ୍କା ଅନୁଭବ ହୋଇପାରେ । ଶିଶୁର ମାନସିକ ତଥା ଶାରୀରିକ ବିକାଶ ବାଧାପ୍ରାପ୍ତ ହୋଇପାରେ । ଆନିମିଆ ହୋଇପାରେ ।
ଉଚ୍ଚ ରକ୍ତଚାପ (ଇଂରାଜୀ ଭାଷାରେ ହାଇପର୍ଟେନ୍ସନ୍ ବା HTN ବା HT) ବା ଧମନୀ ଉଚ୍ଚ ରକ୍ତଚାପ ଏକ ସ୍ଥାୟୀ ଭେଷଜ ରୋଗ ଯେଉଁଥିରେ ରକ୍ତଚାପ ନିରନ୍ତର ବୃଦ୍ଧି ପାଇଥାଏ । ଏହି ରୋଗରେ ସାଧାରଣତଃ କୌଣସି ଲକ୍ଷଣ ପ୍ରକାଶ ପାଏନାହିଁ । ଦୀର୍ଘକାଳୀନ ଉଚ୍ଚ ରକ୍ତଚାପ ରହିଲେ କେତେକ ରୋଗ ସଙ୍କଟ ସୃଷ୍ଟି ହୁଏ ଯଥା:- କରୋନାରୀ ଧମନୀ ରୋଗ, ସ୍ଟ୍ରୋକ୍, ହୃଦ୍ଘାତ, ପ୍ରାନ୍ତୀୟ ରକ୍ତନଳୀ ରୋଗ, ଦୃଷ୍ଟିହାନୀ ଓ କ୍ରନିକ ବୃକ୍କ ରୋଗ । ଏହି ରୋଗଟି ଦୁଇ ଶ୍ରେଣୀରେ ବିଭକ୍ତ କରାଯାଏ ଯଥା:- ପ୍ରାଥମିକ ବା ଅନିବାର୍ଯ୍ୟ ଉଚ୍ଚ ରକ୍ତଚାପ (primary or essential hypertension) ଓ ଗୌଣ ଉଚ୍ଚ ରକ୍ତଚାପ (secondary hypertension) । ଅନିବାର୍ଯ୍ୟ ଉଚ୍ଚ ରକ୍ତଚାପ ୯୦ରୁ ୯୫ % ଲୋକଙ୍କର ଅନିର୍ଦ୍ଦିଷ୍ଟ ଜୀବନଚର୍ଯ୍ୟା ଓ ଜେନେଟିକ କାରଣ ଯୋଗୁ ହୁଏ । ଜୀବନଚର୍ଯ୍ୟା କାରଣ ଯଥା:- ଅତ୍ୟଧିକ ଲୁଣ ଖାଇବା, ଅତ୍ୟଧିକ ଓଜନ ବୃଦ୍ଧି, ଧୂମ୍ରପାନ ଓ ଆଲକୋହୋଲ ସେବନ ଯୋଗୁ ଏହି ରୋଗ ସଙ୍କଟ ସୃଷ୍ଟି ହୁଏ । ବଳକା ୫ରୁ ୧୦% ରୋଗକୁ ସେକଣ୍ଡାରୀ ବା ଗୌଣ ଉଚ୍ଚ ରକ୍ତଚାପ ନାମିତ କରାଯାଏ ଯାହାର ନିର୍ଦ୍ଦିଷ୍ଟ କାରଣ ଥାଏ ଯେପରିକି କ୍ରନିକ ବୃକ୍କ ରୋଗ, ବୃକ୍କ ଧମନୀ ସ୍ଟେନୋସିସ୍, ଅନ୍ତସ୍ରାବୀ ଗ୍ରନ୍ଥୀ ରୋଗ ଓ ଜନ୍ମ ନିରୋଧ ବଟିକା ସେବନ । ଏହି ବୃଦ୍ଧି ଯୋଗୁ ହୃତ୍ପିଣ୍ଡକୁ ଅଧିକ କାର୍ଯ୍ୟ କରିବାକୁ ପଡ଼ିଥାଏ । ଦୁଇ ପ୍ରକାରର ମାପଦ୍ୱାରା ଉଚ୍ଚ ରକ୍ତଚାପ ଲେଖାଯାଏ, ଗୋଟିଏ ସିସ୍ଟୋଲିକ (ହୃତ୍ପିଣ୍ଡ ସଙ୍କୋଚନ ବେଳର ସର୍ବୋଚ୍ଚ) ଓ ଅନ୍ୟଟି ଡାୟାସ୍ଟୋଲିକ (ହୃତ୍ପିଣ୍ଡ ଶୀଥିଳ ବେଳର ସର୍ବନିମ୍ନ) । ବିଶ୍ରାମ ସମୟରେ ଗୋଟିଏ ସୁସ୍ଥ ଲୋକର ସିସ୍ଟୋଲିକ ଚାପ ୧୦୦ରୁ ୧୪୦ ମି.ମି.
ଭାରତର ସ୍ୱାଧୀନତା ଦିବସ ଏକ ଭାରତୀୟ ଜାତୀୟ ଦିବସ ଅଟେ । ୧୯୪୭ ମସିହାରେ ଭାରତ ଫିରିଙ୍ଗି ଶାସନରୁ ମୁକ୍ତ ହୋଇ ସ୍ୱତନ୍ତ୍ର ଗଣରାଜ୍ୟରେ ପରିଣତ ହୋଇଥିଲା । ତେଣୁ ଏହି ଦିନକୁ ମନେପକାଇବା ପାଇଁ ପ୍ରତିବର୍ଷ ପନ୍ଦର ଅଗଷ୍ଟକୁ ଭାରତର ସ୍ୱାଧୀନତା ଦିବସ ଭାବରେ ପାଳନ କରାଯାଇଥାଏ । ଏହା ଭାରତର ଏକ ପ୍ରଧାନ ଜାତୀୟ ଦିବସ । ଦେଶ ସାରା, ଏହି ଦିନ ପତାକା ଉତ୍ତୋଳନ କରଯାଇଥାଏ ଓ ଉତ୍ସବମାନ ଅୟୋଜନ କରାଯାଇଥାଏ । ରାଜଧାନୀ ଦିଲ୍ଲୀରେ ଏହି ଦିନ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କ ନିମନ୍ତେ ଜାତୀୟ ପତାକା ଉତ୍ତୋଳନ କରି ଅଭିଭାଷଣ ଦେଇଥାନ୍ତି ଯାହା ଦେଶସାରା ଟି.ଭି.ରେ ଦେଖାଯାଇଥାଏ । ଏହି ଅଭିଭାଷଣରେ ସେ ଦେଶର ପ୍ରଗତି, ଅସୁବିଧା ଓ ତାହାର ସମାଧାନ ଓ ଆଗକୁ ହେବାକୁ ଥିବା ଉନ୍ନତି ଆଦି ବିଷୟରେ ବଖାଣିଥାନ୍ତି । ଭାରତୀୟ ସ୍ୱାଧୀନତା ସଂଗ୍ରାମ ଓ ସଂଗ୍ରାମୀମାନଙ୍କ ଉପରେ ମଧ୍ୟ ସେ ଅଭିଭାଷଣ ରଖିଥାନ୍ତି ।
କର୍କଟ ରୋଗ ଏକ ପ୍ରକାର ଦୃତ ବୃଦ୍ଧି ସମ୍ପନ୍ନ ଅର୍ବୁଦ (ଇଂରାଜୀରେ Malignant tumour) ରୋଗ ଯେଉଁଥିରେ ଜୀବକୋଷମାନଙ୍କର ଅସ୍ୱଭାବିକ ଭାବରେ ଦୃତ ଗତିରେ ବୃଦ୍ଧି ପାଇଥାଏ ଏବଂ କେତେକ କ୍ଷେତ୍ରରେ ଶରୀରର ରୋଗଗ୍ରସ୍ତ ସ୍ଥାନରୁ ପାର୍ଶ୍ୱବର୍ତ୍ତୀ ସ୍ଥାନ ବା ଦୂରବର୍ତ୍ତୀ ସ୍ଥାନକୁ ରୋଗଗ୍ରସ୍ତ କୋଷଗୁଡ଼ିକ ସ୍ଥାନାନ୍ତରିତ ହେବାର ସମ୍ଭାବନା ଥାଏ । ସମସ୍ତ ଅର୍ବୁଦ କର୍କଟ ନୁହେଁ; ମୃଦୁ ଅର୍ବୁଦ (Benign tumour) ରୋଗ ଅଛି ଯାହା ଅନ୍ୟ ସ୍ଥାନକୁ ମାଡ଼ିଯାଏ ନାହିଁ । ପ୍ରଥମରୁ କୌଣସି ଆବୁ ଅନିୟନ୍ତ୍ରିତ ଭାବେ ବୃଦ୍ଧି ହୋଇନଥାଏ କିମ୍ବା ଅନ୍ୟ ପାଖାପାଖି କୋଷମାନଙ୍କୁ ଆକ୍ରାନ୍ତ କରିନଥାଏ । ସମ୍ଭାବ୍ୟ ଲକ୍ଷଣ ଓ ଚିହ୍ନ ମଧ୍ୟରେ ନୂଆ ଆବୁ (Lump), ଅସାଧାରଣ ରକ୍ତସ୍ରାବ, ଲମ୍ବା ସମୟ ଧରି କାଶ, ଅକାରଣ ଓଜନ ହ୍ରାସ ଓ ଖାଦ୍ୟନଳୀ ଚଳନର ପରିବର୍ତ୍ତନ ଦେଖାଯାଏ । ଏହି ସମସ୍ତ ଲକ୍ଷଣ କର୍କଟରେ ଥିଲେ ମଧ୍ୟ ଅନ୍ୟ କାରଣ ଯୋଗୁ ଦେଖାଯାଇପାରେ । ୧୦୦ରୁ ଅଧିକ ପ୍ରକାରର କର୍କଟ ମନୁଷ୍ୟକୁ ଆକ୍ରମଣ କରିପାଏ । କର୍କଟ ରୋଗ ଅନିୟନ୍ତ୍ରିତ ଭାବେ କୋଷ ବୃଦ୍ଧି କରିଥାଏ ଏବଂ ଶରୀରରେ କ୍ଷତିକାରକ ଆବୁ (Tumor) ସୃଷ୍ଟି କରିଥାଏ ।
ବୀଣାପାଣି ମହାନ୍ତି (୧୧ ନଭେମ୍ବର ୧୯୩୬ - ୨୪ ଅପ୍ରେଲ ୨୦୨୨) ଜଣେ ଓଡ଼ିଆ ଗାଳ୍ପିକା ଥିଲେ। ସେ ବୃତ୍ତିରେ ଅର୍ଥନୀତି ଅଧ୍ୟାପିକା ଭାବେ କାର୍ଯ୍ୟ କରି ଅବସର ନେଇଥିଲେ । ୨୦୨୦ ମସିହାରେ ତାଙ୍କର ଆଜୀବନ ସାହିତ୍ୟିକ କୃତି ନିମନ୍ତେ ସେ ପଦ୍ମଶ୍ରୀ ସମ୍ମାନ ଏବଂ ଓଡ଼ିଆ ସାହିତ୍ୟର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନରେ ପୁରସ୍କୃତ ହୋଇଥିଲେ । ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ଓ ଶାରଳା ପୁରସ୍କାରରେ ମଧ୍ୟ ସମ୍ମାନୀତ ହୋଇଥିଲେ । ସେ ଓଡ଼ିଶା ଲେଖିକା ସଂସଦର ସଭାପତି ଭାବରେ କାର୍ଯ୍ୟ କରିଥିଲେ ।
ଏଲୋରା (ଈଂରାଜୀରେ Ellora, ମରାଠୀ ଭାଷାରେ वेरूळ, ମରାଠୀ ଉଚ୍ଚାରଣ - ୱେରୁଳ୍) ଗୁମ୍ଫା ସମୂହ ଭାରତର ମହାରାଷ୍ଟ୍ର ରାଜ୍ୟର ଔରଙ୍ଗାବାଦ ଜିଲ୍ଲାରେ ଅବସ୍ଥିତ । ଗୋଟିଏ ବିଶାଳକାୟ ପଥରକୁ କାଟି ନିର୍ମିତ ଗୁମ୍ଫା-ମନ୍ଦିର ଭାବେ ଏହା ବିଶ୍ୱରେ ସର୍ବବିଦିତ । UNESCO ବିଶ୍ୱ ଐତିହ୍ୟ ସ୍ଥଳ ମାନ୍ୟତାପ୍ରାପ୍ତ ଏହି ଗୁମ୍ଫା ମନ୍ଦିରରେ ବୌଦ୍ଧ, ହିନ୍ଦୁ ଓ ଜୈନ ଧାର୍ମିକ ଭାବନା ପ୍ରତିଫଳିତ ହୋଇଛି । ଏହି ଗୁମ୍ଫାର ମୂର୍ତ୍ତି ଓ ଶିଳ୍ପକଳା ଖ୍ରୀ.
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଚାଗାସ୍ ରୋଗ, ଇଂରାଜୀରେ Chagas disease , ବା ଆମେରିକାନ୍ ଟ୍ରିପାନୋସୋମିଆସିସ୍ (American trypanosomiasis), ଏକ ଗ୍ରୀଷ୍ମ ମଣ୍ଡଳୀୟ ଓ ପରଜୀବୀ ରୋଗ ଯାହା ଟ୍ରିପାନୋସୋମାକୃଜି ନାମକ ଏକ ପ୍ରୋଟୋଜୋଆଦ୍ୱାରା ହୁଏ । କିସିଙ୍ଗ ବଗ୍ ନାମକ ଏକ ପ୍ରକାର କୀଟଦ୍ୱାରା ଏହା ବ୍ୟାପେ । ଏ ରୋଗରେ ସମୟାନୁକ୍ରମେ ଲକ୍ଷଣ ପରିବର୍ତ୍ତୀତ ହୁଏ । ଆରମ୍ଭରେ କିଛି ଲକ୍ଷଣ ନ ଥାଏ ବା ସାମାନ୍ୟ ରହେ, ସେଗୁଡ଼ିକ; ଜ୍ୱର, ଲସିକା ଗ୍ରନ୍ଥି ଫୁଲା, ମୁଣ୍ଡବଥା ଓ କାମୁଡ଼ା ସ୍ଥାନରେ ଫୁଲିବା । ୮ରୁ ୧୨ ସପ୍ତାହ ପରେ ରୋଗ କ୍ରନିକ ସ୍ତରକୁ ଯାଏ ଓ ଏମାନଙ୍କ ମଧ୍ୟରୁ ୬୦-୭୦% କୌଣସି ଲକ୍ଷଣ ଦେଖାନ୍ତି ନାହିଁ । ବଳକା ୩୦-୪୦% ରୋଗୀ ପ୍ରଥମ ସଂକ୍ରମଣର ୧୦ରୁ ୩୦ ବର୍ଷ ପରେ ପରବର୍ତ୍ତୀ ଲକ୍ଷଣ ଦେଖାନ୍ତି । ଏମାନଙ୍କର ହୃତ୍ପିଣ୍ଡ ନିଳୟ ବଡ଼ ହୋଇଯାଇ ୨୦ରୁ ୩୦% ରୋଗୀଙ୍କର ହୃତ୍ପିଣ୍ଡ ଫେଲ ହୁଏ । ପ୍ରାୟ ୧୦ % ରୋଗୀଙ୍କର ଏସୋଫେଗସ୍ ବଡ଼ ହୋଇଯାଏ କିମ୍ବା କୋଲୋନ ବଡ଼ ହୋଇଯାଏ ।
ଲୋକସଂଖ୍ୟା ଅନୁସାରେ ଏସିଆ ମହାଦେଶ ର ଦେଶ ସମୂହ
ଏହା ଏସିଆ ମହାଦେଶ ଓ ଏସିଆ ସହ ସଂଯୁକ୍ତ ତଥା ନିର୍ଭରଶୀଳ ଅଞ୍ଚଳ ସମୂହର ଲୋକସଂଖ୍ୟା ଅନୁପାତରେ ଏକ ସାରଣୀ
ଇରା ମହାନ୍ତି ଓଡ଼ିଶାର ଭୁବନେଶ୍ୱରଠାରେ ଜନ୍ମିତ ଜଣେ ଓଡ଼ିଆ ପ୍ରଚ୍ଛଦପଟ ଗାୟିକା । ଇରା ମହାନ୍ତିଙ୍କ ଭଲ ନାମ ହେଉଛି ମଧୁମିତା ମହାନ୍ତି । ବାପା ଜିେତନ୍ଦ୍ର ମହାନ୍ତି ଓ ମାତା କଳ୍ପନା ମହାନ୍ତି । ବେଶ୍ ଛୋଟ ବୟସରୁ ଗୀତ ଗାଇବା ଆରମ୍ଭ କରିଥିଲେ । ମେଲୋଡି ମଞ୍ଚରୁ ଆରମ୍ଭ କରିଥିଲେ ଗୀତ ଗାଇବା । ପରେ ସେ ଚଳଚ୍ଚିତ୍ରରେ ଗୀତ ଗାଇଥିଲେ । ସମସ୍ତଙ୍କ ପାଖରେ ସେ ମେଲୋଡ଼ି କୁଇନ୍ ଭାବେର ବେଶ୍ ଜଣାଶୁଣା । ଏହା ଛଡ଼ା ସେ ଓଡ଼ିଶାର ବୁଲ୍ବୁଲ୍ ବୋଲି ମଧ୍ୟ ପ୍ରସିଦ୍ଧ । ଏବେ ସଂଗୀତ ସହ ସକ୍ରିୟ ରହିବା ସହ ସଂଗୀତ ସାଧନା ଜାରି ରଖିଛନ୍ତି ।
କାଳିଜାଇ ମନ୍ଦିର ଓଡ଼ିଶାର ଚିଲିକା ହ୍ରଦର ଏକ ଛୋଟ ଦ୍ୱୀପ ମଧ୍ୟରେ ଅବସ୍ଥିତ। ନୀଳ ଜଳର ଚଦରରେ ଆବୃତ ହୋଇ ଥିବା ଏହି ପବିତ୍ର ସ୍ଥାନ ଓଡ଼ିଶା ପର୍ଯ୍ୟଟନର ଏକ ଐତିହାସିକ କିମ୍ବଦନ୍ତୀ ଭାବେ ଜଣାଶୁଣା। ପ୍ରାୟ ୨୯ ଏକର ପାହାଡରେ ପରିପୂର୍ଣ୍ଣ ଏ ଦ୍ୱୀପରେ ମା’ କାଳିଜାଇ ପୂଜା ପାଉଛନ୍ତି । କାଳିଜାଇ ଚିଲିକାର ଏକ ସ୍ୱତନ୍ତ୍ର ଆକର୍ଷଣ । ପ୍ରତିବର୍ଷ ଲକ୍ଷ ଲକ୍ଷ ଲୋକ ଏଠାକୁ ମା’ଙ୍କ ଦର୍ଶନ ପାଇଁ ଆସିଥନ୍ତି । ମକର ସଂକ୍ରାନ୍ତିରେ କାଳିଜାଇ ପୀଠରେ ପ୍ରସିଦ୍ଧ ମକରମେଳା ଅନୁଷ୍ଠିତ ହୁଏ । ଜାନୁଆରୀ ମାସରେ ପଡୁଥିବା ମକରମେଳା ଏଠାକାର ଏକମାତ୍ର ଲୋକପ୍ରିୟ ପର୍ବ । ଏହି ପର୍ବରେ ଆଖପାଖ ଅଞ୍ଛଳର ହଜାର ହଜାର ଭକ୍ତଙ୍କ ସମାଗମ ହୋଇଥାଏ ।
ଶ୍ରୀ ହରମନ୍ଦିର ସାହିବ (ବସ୍ତୁତ୍, "ଭଗବାନଙ୍କ ନିବାସ"), ଏହା ଗୋଲଡେନ ଟେମ୍ପଲ ନାମରେ ପ୍ରସିଦ୍ଧ ଏବଂ ପବିତ୍ର ଗୁରୁଦ୍ୱାରା ଦରବାର ସାହିବ ରୂପେ ପରିଚିତ । ଏହା ଶିଖ ଧର୍ମର ମହତ୍ୱପୁର୍ଣ ଧର୍ମସ୍ଥଳ ଅଟେ । ଓ ଭାରତର ପଞ୍ଜାବ ରାଜ୍ୟର ଅମୃତସର ସହରରେ ଉପସ୍ଥିତ । ଏହି ମନ୍ଦିର ମନୁଷ୍ୟଙ୍କ ହାତରେ ବନିଥିବା ଏକ ଜଳାଶୟ (ସରୋବର)ର ଚାରି ପାର୍ଶ୍ୱରେ ନିର୍ମିତ ଯାହା କି ଗୁରୁ ରାମ ଦାସଙ୍କଦ୍ୱାରା ୧୫୭୭ ମସିହାରେ ସମାପ୍ତ କରା ଯାଇଥିଲା । ୧୫୮୯ରେ ଶିଖ ଧର୍ମର ପଞ୍ଚମ ଗୁରୁ - ଗୁରୁ ଅର୍ଜନ, ଲାହୋରର ଏକ ମୁସଲିମ ପିର ସାଇ ମିଲନ ମୀରଙ୍କୁ ଅନୁରୋଧ କରି ଏହାର ନିୟ ପ୍ରସ୍ଥର ସ୍ଥାପନା କରିଥିଲେ. ୧୬୦୪ ମସିହାରେ ଗୁରୁ ଅର୍ଜନ ଆଦି ଗ୍ରଂଥର ଏକ ପ୍ରତିଲିପି ହରମନ୍ଦିର ସାହିବରେ ସ୍ଥାପନ କରିଥିଲେ, ଏହା ଅଥ ସଥ ତୀରଥ (ବସ୍ତୁତ୍ୱ. ''୬୮ ତୀର୍ଥଯାତ୍ରାର ମନ୍ଦିର'').
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂଖ୍ୟ ୩୨ ବେଶ ମଧ୍ୟରୁ ପ୍ରତିବର୍ଷ ୩୦ଟି ବେଶ ସମ୍ପନ୍ନ ହେଲା ବେଳେ ଅନ୍ୟ ଦୁଇଟି ବେଶ ବିରଳ ମୂହୁର୍ତ୍ତରେ ସମ୍ପନ୍ନ ହୋଇଥାଏ । ଏହି ଦୁଇଟି ବିରଳ ବେଶ ହେଲା ରଘୁନାଥ ବେଶ ଓ ନାଗାର୍ଜୁନ ବେଶ । ଅନେକ ବର୍ଷ ଧରି ରଘୁନାଥ ବେଶ ଆଉହୋଇନଥିଲା ବେଳେ ୨୦୨୧ ମସିହା ପରେ ଆଉ ନାଗାର୍ଜୁନ ବେଶ ଯୋଗ ପଡ଼ିନାହିଁ । ଏ ସବୁ ବେଶ ମଧ୍ୟରୁ କେତେକ ବେଶରେ ମହାପ୍ରଭୁ ଜଗନ୍ନାଥଙ୍କ ପୋଷାକ କେବଳ ବଦଳୁଥିବା ବେଳେ ଆଉ କେତେକ କ୍ଷେତ୍ରରେ ତାଙ୍କର ଅବତାର ବଦଳିଯାଇଥାଏ, ଯଥା କେତେବେଳେ ସେ ବିଷ୍ଣୁ ତ ଆଉ କେତେବେଳେ ଶିବ, ରାମ-କୃଷ୍ଣାଦି ରୂପ ଧାରଣ କରିଥାନ୍ତି । ପୁଣି ମହାପ୍ରଭୁମାନଙ୍କ ସବୁଯାକ ବେଶରେ ଜଗନ୍ନାଥ ମୁଖ୍ୟ ଭୂମିକାରେ ରହୁଥିବା ବେଳେ କେବଳ ପ୍ରଳମ୍ବାସୁରବଦ୍ଧ ଓ ହରିହର ବେଶରେ ବଳଭଦ୍ର ମୂଖ୍ୟ ଭୂମିକା ଗ୍ରହଣ କରନ୍ତି । ଜଗନ୍ନାଥଙ୍କ ମୂଖ୍ୟ ୩୨ ବେଶ ମଧ୍ୟରୁ କେତେକ ବେଶ ବର୍ଷକରେ ଏକାଧିକବାର ସଂପନ୍ନ ହୋଇଥାଏ । ଯଥା: - ସୁନାବେଶ ପାଞ୍ଚଥର ଓ ଶ୍ରାଦ୍ଧ ବେଶ ତିନିଦିନ, ଝୁଲଣ ସନ୍ଧ୍ୟା ବେଶ ସାତଦିନ, ଚନ୍ଦନଲାଗି ବେଶ ବୟାଳିଶ ଦିନ, ରାଧାଦାମୋଦର ବେଶ ଏକମାସ ଏବଂ ତିନୋଟି ବେଶ ପ୍ରତ୍ୟହ ସଂପନ୍ନ ହୋଇଥାଏ ।
ରାମାୟଣ, ଭିନ୍ନ ଭାଷା ଓ ପ୍ରକାରଭେଦ ରେ
ହିନ୍ଦୁ ଧାର୍ମିକ ମହାକାବ୍ୟ ରାମାୟଣର ବିଭିନ୍ନ ଭାଷାରେ ଅନ୍ୟୁନ ତିନି ଶହ ବିଭିନ୍ନ ରଚନା ରହିଥିବାର ଜଣାଯାଏ । ସେହି ମଧ୍ୟରୁ ସର୍ବପୁରାତନ ରାମାୟଣ ସନ୍ଥ ବାଲ୍ମୀକିଙ୍କ ରଚିତ ରାମାୟଣ ଓ ଅନେକ ରାମାୟଣ ସେହି ରାମାୟଣକୁ ଆଧାର କରି ଲେଖାଯାଇଛି । ମୂଳ କଥା ବସ୍ତୁ ସବୁ ରାମାୟଣରେ ସମାନ ରହିଥିଲେ ମଧ୍ୟ ବିଭିନ୍ନ ବିଷୟ ବସ୍ତୁରେ ବିବିଧତା ରହିଥାଏ ।
'ଗୋଆ' ଭାରତର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ ଏକ ରାଜ୍ୟ । କ୍ଷେତ୍ରଫଳ ହିସାବରେ ଏହା ଭାରତର କ୍ଷୁଦ୍ରତମ ତଥା ଜନସଂଖ୍ୟା ହିସାବରେ ଏହା ଭାରତର ଚତୁର୍ଥ କ୍ଷୁଦ୍ର ରାଜ୍ୟ । ଆରବ ସାଗର କୁଳରେ ଥିବା ଏହି ରାଜ୍ୟକୁ ଉତ୍ତରଦିଗରେ ମହାରାଷ୍ଟ୍ର, ପୂର୍ବ ଓ ଦକ୍ଷିଣ ଦିଗରେ କର୍ଣ୍ଣାଟକ ଘେରି ରହିଛି । ଗୋଆ ଭାରତର ସବୁଠାରୁ ଧନୀ ରାଜ୍ୟ । ସମସ୍ତ ଭାରତୀୟ ରାଜ୍ୟ ମଧ୍ୟରେ ଗୋଆ ମୁଣ୍ଡପିଛା ସର୍ବାଧିକ ଜିଡିପି ରହିଛି । ଏହାର ମୋଟ ଘରୋଇ ଉତ୍ପାଦ (ଜି. ଡ଼ି. ପି.) ଦେଶର ଜି.