ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଓଡ଼ିଶାରେ ବିଭିନ୍ନ ସମୟରେ ଓଡ଼ିଆ ଭାଷାର ସାମୁହିକ ବ୍ୟବହାର ପାଇଁ ହୋଇଥିବା ଆନ୍ଦୋଳନଗୁଡ଼ିକ ଓଡ଼ିଆ ଭାଷା ଆନ୍ଦୋଳନ ନାମରେ ଜଣା । ଆଧୁନିକ ଇତିହାସରେ ଏହା ପ୍ରଥମେ ୧୮୬୬ ବ୍ରିଟିଶ ଶାସନ କାଳରେ ଆରମ୍ଭ ହୋଇ ୧୯୦୩ ମସିହାରେ ଏକ ବିଶାଳ ଆନ୍ଦୋଳନର ରୂପ ନେଇଥିଲା । ଏହାର ପରିଣତି ସ୍ୱରୂପ ୧୯୩୬ ମସିହାରେ ଭାଷା ଭିତ୍ତିରେ ଭାରତର ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ଗଠିତ ହୋଇଥିଲା ।
ଭକ୍ତ ଚରଣ ଦାସ (୧୭୨୯-୧୮୧୩) ଅଷ୍ଟାଦଶ ଶତକର ଅନ୍ୟତମ କବି । ତାଙ୍କର ପ୍ରକୃତ ନାମ ବୈରାଗୀ ଚରଣ ପଟ୍ଟନାୟକ । ବୈଷ୍ଣବ ଧର୍ମରେ ଦୀକ୍ଷା ଗ୍ରହଣ କରି ସେ ନିଜକୁ ଭକ୍ତଚରଣ ଦାସ ନାମରେ ନାମିତ କରିଥିଲେ । ଗୋପ ମଙ୍ଗଳ, ମଥୁରା ମଙ୍ଗଳ, କଳାକଳେବର ଚଉତିଶା ଓ ମନବୋଧ ଚଉତିଶା ତାଙ୍କର ଶ୍ରେଷ୍ଠ ରଚନାମାନଙ୍କ ମଧ୍ୟରୁ ଅନ୍ୟତମ । ସେ ଜଣେ ଭକ୍ତଭାବାପନ୍ନ କବି ଥିଲେ ଓ ସେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ରାଜସୁନାଖଳା ନିକଟବର୍ତ୍ତୀ ସାନପଦର ଗ୍ରାମରେ ଗୋଟିଏ ସମ୍ଭ୍ରାନ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ।
ରମାକାନ୍ତ ରଥ (୧୩ ଡିସେମ୍ବର ୧୯୩୪ - ୧୬ ମାର୍ଚ୍ଚ ୨୦୨୫) ଜଣେ ଆଧୁନିକ ଓଡ଼ିଆ କବି ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଥିଲେ । ତାଙ୍କର ଜଣାଶୁଣା ରଚନା ମଧ୍ୟରେ କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ରତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ଅନ୍ୟତମ । ସେ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପାଇଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା ଏବଂ ଏହା ଇଂରାଜୀ ତଥା ଆଠଟି ଭାରତୀୟ ଭାଷାରେ ଅନୁଦିତ । ୧୯୯୨ ମସିହା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ସେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ୧୯୯୨ ମସିହା ଯାଏ କାର୍ଯ୍ୟକରିଥିଲେ ଓ ଚାକିରି ଶେଷ ବେଳକୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୯୩ରୁ ୧୯୯୮ ଯାଏଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ-ସଭାପତି ଓ ୧୯୯୮-୨୦୦୩ ଯାଏଁ ତାହାର ସଭାପତି ଭାବରେ କାମ ତୁଲାଇଥିଲେ । ଫେବୃଆରୀ ୨୦୦୯ରେ ସେ ଫେଲୋସିପ ସମ୍ମାନ ଲାଭ କରିଥିଲେ । ଏହି ସମ୍ମାନ ଲାଭ କରିବାରେ ସେ ହେଉଛନ୍ତି ୩ୟ ଓଡ଼ିଆ ।
ଉଦୟଗିରି ଓ ଖଣ୍ଡଗିରି ଗୁମ୍ଫା ଅଧା ପ୍ରକୃତିକ ଓ ଅଧା ମଣିଷଦ୍ୱାରା ତିଆରି ଯାହାର ଐତିହାସିକ, ପୁରାତନ ତତ୍ତ୍ୱ ଓ ଧାର୍ମିକ ଗୁରୁତ୍ତ୍ୱ ରହିଛି । ଏହା ଓଡ଼ିଶାର ଭୁବନେଶ୍ୱରଠାରେ ଅବସ୍ଥିତ । ଗୁମ୍ଫାଗୁଡିକ ଦୁଇଟି ପାହାଡ଼ ଉଦୟଗିରି ଓ ଖଣ୍ଡଗିରିରେ ରହିଛି ଯାହା ହାତୀଗୁମ୍ଫାର ଶିଳାଲେଖରେ କୁମାରୀ ପର୍ବତ ନାମରେ ମଧ୍ୟ ଜଣା ଓ ଏହି ଦୁଇ ପାହାଡ଼ ଉଭୟଙ୍କ ଆଡକୁ ମୁଁହାଇ ରାସ୍ତାର ଦୁଇ ପାଖରେ ଅଛନ୍ତି ।ଖଣ୍ଡଗିରିରେ ୧୫ଟି ଗୁମ୍ଫା ଥିବାବେଳେ ଉଦୟଗିରିରେ ୧୮ଟି ଗୁମ୍ଫା ରହିଛି । ହାତୀ ଗୁମ୍ଫା ନିକଟରେ ବାରଭୁଜା ଦେବୀଙ୍କର ଏକ ମନ୍ଦିର ଅଛି।
ସମାଜ ଓଡ଼ିଶାର ଏକ ଦୈନିକ ଓଡ଼ିଆ ଖବରକାଗଜ । ଏହା ଗୋପବନ୍ଧୁ ଦାସଙ୍କଦ୍ୱାରା ୧୯୧୯ ମସିହା ଅକ୍ଟୋବର ୪ ତାରିଖ ସତ୍ୟବାଦୀ ବନବିଦ୍ୟାଳୟର ଛୁରିଅନା ବକୁଳବନରୁ ତାଙ୍କ ସମ୍ପାଦକତାରେ ପ୍ରଥମେ ପ୍ରକାଶ ପାଇଥିଲା । ଏହାର ପାଠକ ସଂଖ୍ୟା ପ୍ରାୟ ୧୬ ଲକ୍ଷ ଏବଂ ଦୈନିକ ପ୍ରାୟ ୩ ଲକ୍ଷ ଛପା କପି ପ୍ରକାଶ କରାଯାଏ । ଅଧୁନା ଏହା ଏକ ସଙ୍ଗେ କଟକ, ବାଲେଶ୍ୱର, ରାଉରକେଲା, ବ୍ରହ୍ମପୁର, ଭୁବନେଶ୍ୱର, ବିଶାଖାପାଟଣା, କଲିକତା ଓ ସମ୍ବଲପୁରରୁ ପ୍ରକାଶିତ ହେଉଅଛି । ସମାଜ ଏବେ ଲୋକ ସେବକ ମଣ୍ଡଳଦ୍ୱାରା ପରିଚାଳିତ ହେଉଛି । ତପନ କୁମାର ମିଶ୍ର ଏବେ ସମାଜର ସମ୍ପାଦକ ଏବଂ ପ୍ରଭାସ ଚନ୍ଦ୍ର ଆଚାର୍ଯ୍ୟ ପ୍ରକାଶକ ଭାବେ କାର୍ଯ୍ୟ ନିର୍ବାହ କରୁଛନ୍ତି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଏକ ଇଣ୍ଡୋ-ଆର୍ଯ୍ୟ ଭାରତୀୟ ଭାଷା । ଏହା ଭାରତର ଓଡ଼ିଶାରେ ସର୍ବାଧିକ ବ୍ୟବହୃତ ଓ ମୁଖ୍ୟ ସ୍ଥାନୀୟ ଭାଷା ଏବଂ ୯୧.୮୫% ଲୋକଙ୍କଦ୍ୱାରା କଥିତ । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
ସନ୍ଥକବି ଭୀମ ଭୋଇ (୧୮୫୦ମଧୁପୁର -୧୮୯୫ ଖଲିଆପାଲି ) ଜଣେ ପୁରାତନ ଓଡ଼ିଆ କବି ଓ ସମାଜ ସଂସ୍କାରକ ଥିଲେ । ସେ ନିଜ ରଚନାରେ ମାନବତା, ଦର୍ଶନ, ଜୀବନ ଓ କାର୍ଯ୍ୟ ଧାରାକୁ ଖୁବ ସରଳ ଓ ସାବଲୀଳ ଭାବରେ ବର୍ଣ୍ଣନା କରିଛନ୍ତି । ସେ ମହିମା ଧର୍ମକୁ ଜନାଦୃତ କରିବାରେ ନେତୃତ୍ୱ ନେଇଥିଲେ ଓ ତାଙ୍କ ରଚନାରେ ମହିମା ଦର୍ଶନ ପ୍ରତିଫଳିତ ହୋଇଥିବାରୁ ସେ "ସନ୍ଥ କବି" ଭାବରେ ପରିଚିତ ଥିଲେ । ତାଙ୍କର ଖ୍ୟାତନାମା କବିତା ମଧ୍ୟରେ "ମୋ ଜୀବନ ପଛେ ନର୍କେ ପଡ଼ିଥାଉ" ଅନ୍ୟତମ । ତାଙ୍କ ସମସାମୟିକମାନେ କବିତାରେ ତରୁଣ ପ୍ରଣୟ, ପ୍ରକୃତି ବର୍ଣ୍ଣନା, ଯୁଦ୍ଧଚର୍ଚ୍ଚା ଆଦି ବର୍ଣ୍ଣା କରିଥିବା ବେଳେ ସେ ତତ୍କାଳୀନ ସମଜରେ ପ୍ରଚଳିତ ଜାତିପ୍ରଥା, ଉଚ୍ଚନୀଚ ଓ ଛୁଆଁଅଛୁଆଁ ଭେଦଭାବ ଏବଂ ଅନ୍ୟାନ୍ୟ ଧର୍ମାନ୍ଧ କୁସଂସ୍କାରର ବିରୋଧରେ ଏବଂ ସାମାଜିକ ସମତା ସ୍ଥାପନା ନିମନ୍ତେ ଛାନ୍ଦ, ଚଉପଦୀ ଓ ଚଉତିଶାମାନ ରଚନା କରିଥିଲେ । ତାଙ୍କଦ୍ୱାରା ରଚିତ ପୋଥିଗୁଡ଼ିକ ମଧ୍ୟରେ ସ୍ତୁତିଚିନ୍ତାମଣି, ହଳିଆ ଗୀତ, ଡାଲଖାଈ, ରସରକେଲି, ଯାଇଫୁଲ, ବ୍ରହ୍ମ ନିରୂପଣ ଗୀତା, ଆଦିଅନ୍ତ ଗୀତା, ଅଷ୍ଟକ ବିହାରୀ ଗୀତା, ନିର୍ବେଦ ସାଧନା, ଶ୍ରୁତିନିଷେଧ ଗୀତା, ମନୁସଭାମଣ୍ଡଳ, ଗୃହଧର୍ମ ଓ ମହିମାବିନୋଦ ଆଦି ଅନ୍ୟତମ । ତାଙ୍କର ରଚନାସମୂହ ଲୋକମୁଖରେ ଓ ପୋଥି ରୂପରେ ମଧ୍ୟ ଗାଦିରେ ରଖାଯାଇଛି । ତାଙ୍କ ରଚିତ ପାଣ୍ଡୁଲିପିସବୁ ବିଂଶ ଶତାବ୍ଦୀରେ ଛପାଯାଇଥିଲା । ସାମାଜିକ ପ୍ରତିଷ୍ଠା ହେତୁ ତାଙ୍କ ରଚିତ ଗୀତକୁ ସ୍ଥାନୀୟ ଲୋକେ ସାପକାମୁଡ଼ା, ଡାଆଣୀ ବା ଭୂତପ୍ରେତ ଗ୍ରାସରୁ ଆରୋଗ୍ୟ ଲାଗି ମନ୍ତ୍ର ଭାବରେ ମଧ୍ୟ ପ୍ରୟୋଗ କରିବା ମଧ୍ୟ ପ୍ରଚଳିତ ଥିଲା ।
ଅଭିମନ୍ୟୁ ସାମନ୍ତସିଂହାର (୨୩ ଫେବୃଆରୀ ୧୭୬୦, ଅନ୍ୟମତ ୧୭୫୭ - ୧୫ ଜୁନ ୧୮୦୬) ଯାଜପୁର ଜିଲ୍ଲାର ବାଲିଆଠାରେ ଜନ୍ମିତ ଜଣେ ରୀତିଯୁଗୀୟ ଓଡ଼ିଆ କବି ଓ ଓଡ଼ିଶୀ ସଙ୍ଗୀତକାର ଅଟନ୍ତି। ତରୁଣ ବୟସରେ ସେ ବାଘ ଗୀତ, ଚଢ଼ାଇ ଗୀତ ଆଦି ରଚନା କରି ଓଡ଼ିଆ ଲୋକ ସାହିତ୍ୟକୁ ସମୃଦ୍ଧ କରିଛନ୍ତି। ରାଧାକୃଷ୍ଣ ପ୍ରେମ ସମ୍ପର୍କରେ ସେ ଅନେକ କାବ୍ୟ ରଚନା କରିଛନ୍ତି। ବିଦଗ୍ଧ ଚିନ୍ତାମଣି ତାଙ୍କ ଶ୍ରେଷ୍ଠ କୃତି।
ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ ଇଣ୍ଟରନେଟ ଆଡ୍ରେସ ବା ୱେବ ଆଡ୍ରେସ କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍ର ଠିକଣା ଭାବେ ବ୍ୟବହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜରରେ ୱେବ ପେଜ୍ର ଉପରେ ଥିବା ଆଡ୍ରେସ ବାରରେ ୱେବ ପେଜ୍ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :
କଟକ, କଟକ ଜିଲ୍ଲାର ମୁଖ୍ୟାଳୟ ହେବା ସହିତ ଓଡ଼ିଶାର ଉପ-ରାଜଧାନୀ ତଥା ତତ୍ ସହିତ ରାଜ୍ୟର ସର୍ବପୁରାତନ ନଗର ମଧ୍ୟ । କଟକର ସୁନା, ରୂପା ଓ ହାତୀଦାନ୍ତର ତାରକସି କାମ ସହ ଏହାର ସୂତା ଓ ରେଶମ ଲୁଗା ଶିଳ୍ପ ଏହାକୁ ଏକ ନିଆରା ମାନ୍ୟତା ଦେଇଛି । ୯୮୯ ଖ୍ରୀ.ଅ.ରେ ଗଠିତ ତଥା ରାଜଧାନୀ ଭାବେ ପ୍ରତିଷ୍ଠିତ । ଏହି ସହର ପାଖରେ ଭୁବନେଶ୍ୱର, ପୁରୀ ଓ କୋଣାର୍କର ଅଛି । ୧୯୬୮ରେ ଭୁବନେଶ୍ୱର ଓଡ଼ିଶାର ରାଜଧାନୀ ଘୋଷିତ ହେବା ଆଗରୁ, ପ୍ରାୟ ନଅ ଶତାବ୍ଦୀ ଧରି କଟକ ଓଡ଼ିଶାର ରାଜଧାନୀ ରହି ଆସିଥିଲା । କଟକ ଓ ଭୁବନେଶ୍ୱରକୁ ମିଳିତ ଭାବେ ଓଡ଼ିଶାର ଯମଜ ସହର ବୋଲି ମଧ୍ୟ କୁହାଯାଏ ।
ଭୁପୃଷ୍ଠ୍ଠରେ ଏକ ଚୁମ୍ବକୀୟ କ୍ଷେତ୍ର ଅନବରତ ପ୍ରଭାବୀ ରହିଛି । କାରଣ୍, ଆମ ପୃଥିବୀ ଏକ ବିରାଟ ଚୁମ୍ବକ ଭଳି କାର୍ଯ୍ୟ କରେ । ଏକଥା ବିଶଦ୍ ଭାବେ ବୁଝିବାପାଇଁଁ କଳ୍ପନା କରାଯାଇପାରେ ଯେ, ପୃଥିବୀ ମଧ୍ୟରେ ଏକ ବିରାଟ ଦଣ୍ଡ ଚୁମ୍ବକ ଉତ୍ତର-ଦକ୍ଷିଣ ଭାବରେ ପୃଥିବୀର କାଳ୍ପନିକ ମେରୁ ସହ ପ୍ରାୟ ୧୧ ଡିଗ୍ରୀ କୌଣିକ ଦୂରତ୍ୱରେ ରହିଛି । ତେବେ ଏହି କାଳ୍ପନିକ ଚୁମ୍ବକର ଉତ୍ତର ମେରୁ ପୃଥିବୀର ଭୌଗୋଳିକ ଦକ୍ଷିଣ ମେରୁ ନିକଟରେ ଏବଂ ଏହି କାଳ୍ପନିକ ଚୁମ୍ବକର ଦକ୍ଷିଣ ମେରୁ ପୃଥିବୀର ଭୌଗୋଳିକ ଉତ୍ତର ମେରୁ ନିକଟରେ ଅବସ୍ଥିତ । ଫଳରେ, ଏକ ଚୁମ୍ବକୀୟ କ୍ଷେତ୍ର ପୃଥିବୀର ଅଭ୍ୟନ୍ତରରୁ ଭୁପୃଷ୍ଠ ଉପରିସ୍ଥ ସୌର-ପବନ ସ୍ତର ପର୍ଯ୍ୟନ୍ତ ବ୍ୟାପି ଥିବାର ଜଣାଯାଏ । ଏହା ପୃଥିବୀର ଚୁମ୍ବକୀୟ କ୍ଷେତ୍ର ଭାବେ ପରିଚିତ । ଏହା ମଧ୍ୟ ଭୁ-ଚୁମ୍ବକୀୟ କ୍ଷେତ୍ର (Geomagnetic field) ନାମରେ ପରିଚିତ । ଭୁ-ଚୁମ୍ବକୀୟ କ୍ଷେତ୍ରର ଦିଗ ଏବଂ ଅବସ୍ଥିତି କାଳାନୁପାତରେ ଅତି ମନ୍ଥର ଗତିରେ ପରିବର୍ତ୍ତନ ହେବାର ନଜିର ରହିଛି ।
ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତ (୮ ଫେବୃଆରୀ ୧୯୦୧–୨୩ ଅଗଷ୍ଟ ୧୯୩୮) ଜଣେ ଭାରତୀୟ ଡାକ୍ତର ସ୍ୱାଧୀନତା ସଂଗ୍ରାମୀ ତଥା ଓଡ଼ିଆ-ଭାଷୀ କବି ଓ ଲେଖିକା ଥିଲେ । ସେ ଓଡ଼ିଶାର ପ୍ରଥମ ମହିଳା ଡାକ୍ତର, ଲେଖକ, ଔପନ୍ୟାସିକ, କବି ଓ ସମ୍ପାଦକ ଥିଲେ । ତାଙ୍କୁ ୧୯୨୫ ମସିହାରେ ପୁରୀର ମହିଳା ବନ୍ଧୁ ସମିତିଦ୍ୱାରା "ଉତ୍କଳ ଭାରତୀ" ଉପାଧୀରେ ସମ୍ମାନୀତ କରାଯାଇଥିଲା । ଏହା ପରେ ୧୯୩୦ରେ ସେ ଅଲ ଇଣ୍ଡିଆ ଆର୍ଯ୍ୟନ ୟୁଥ ଲିଗର ସଭାପତି ଭାବେ ନିର୍ବାଚିତ ହୋଇଥିଲେ ।
ଗୁଜରାଟ ( Gujarat [ˈɡudʒəɾɑt] (listen)) ଭାରତର ପଶ୍ଚିମ ଓ ଦକ୍ଷିଣପଶ୍ଚିମରେ ଥିବା ଏକ ରାଜ୍ୟ । ଏହାର ସମୁଦ୍ରତଟ 1,600 km (990 mi) ଓ ତାହାର ଅଧିକାଂଶ ଭାଗ କାଠିଆୱାଡ଼ ଉପଦ୍ୱୀପରେ ଅବସ୍ଥିତ । ଗୁଜରାଟର ମୋଟ ଜନସଂଖ୍ୟା ୬୦ ମିଲିଅନ । ଭାରତର ପଶ୍ଚିମରେ ଥିବା ଗୁଜରାଟର ପଶ୍ଚିମରେ ଆରବ ସାଗର ଉତ୍ତରରେ ସିନ୍ଧ (ପାକିସ୍ତାନ), ଉତ୍ତରପୂର୍ବରେ ରାଜସ୍ଥାନ, ପୂର୍ବରେ ମଧ୍ୟ ପ୍ରଦେଶ ଏବଂ ଦକ୍ଷିଣ ପୂର୍ବରେ ମହାରାଷ୍ଟ୍ର ରାଜ୍ୟ ତଥା ଡାମନ ଓ ଡିଉ ଏବଂ ଦାଦ୍ରା ଓ ନଗର ହବେଳୀ କେନ୍ଦ୍ରଶାସିତ ଅଞ୍ଚଳ ରହିଛି । ଗୁଜରାଟର ରାଜଧାନୀ ଗାନ୍ଧୀନଗର । ଅମଦାବାଦ ଗୁଜରାଟର ଏକମାତ୍ର ମହାନଗରୀ । ଗୁଜରାଟ ରାଜ୍ୟର ନାମ "ଗୁଜ୍ଜର"ରୁ ଆସିଛି ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ମାୟାଧର ମାନସିଂହ (୧୩ ନଭେମ୍ବର ୧୯୦୫–୧୧ ଅକ୍ଟୋବର ୧୯୭୩) ଜଣେ ଓଡ଼ିଆ କବି ଓ ଲେଖକ ଥିଲେ । ସେ ତରୁଣ ବୟସରେ ସତ୍ୟବାଦୀ ବନ ବିଦ୍ୟାଳୟର ଛାତ୍ର ଥିଲେ । ସେ ସେକ୍ସପିୟର ଓ କାଳିଦାସଙ୍କ ସାହିତ୍ୟର ତୁଳନାତ୍ମକ ଗବେଷଣା କରିଥିଲେ । ଏତଦ୍ବ୍ୟତୀତ ସେ ଭାରତର ସ୍ୱାଧୀନତା ପୂର୍ବବର୍ତ୍ତୀ ସମୟରେ "ଆରତି" ପତ୍ରିକାର ସମ୍ପାଦନା ସହିତ ମଧ୍ୟ ସମ୍ପୃକ୍ତ ଥିଲେ । ସ୍ୱାଧୀନତା ପରେ ସେ "ଶଙ୍ଖ" ନାମକ ଏକ ମାସିକ ସାହିତ୍ୟ ପତ୍ରିକା ସମ୍ପାଦନା କରୁଥିଲେ । ଓଡ଼ିଆ ସାହିତ୍ୟିକା ହେମଲତା ମାନସିଂହ ତାଙ୍କର ଜୀବନସାଥି, ପୂର୍ବତନ ଭାରତୀୟ ପ୍ରାଶାସନିକ ଅଧିକାରୀ ଲଳିତ ମାନସିଂହ ତାଙ୍କର ପୁଅ ତଥା ଓଡ଼ିଶୀ ନୃତ୍ୟଶିଳ୍ପୀ ଓ ପ୍ରାକ୍ତନ ସାଂସଦ ସୋନାଲ ମାନସିଂହ ତାଙ୍କର ପୁତ୍ରବଧୂ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ଭାରତର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ
ଭାରତ ଏକ ସଂଗଠିତ ଗଣରାଜ୍ୟ ଏହା ୨୮ଟି ରାଜ୍ୟ ଓ ଆଠଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭାଜିତ ହୋଇଛି । ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପୁନର୍ବାର ଜିଲ୍ଲା ଆଦିରେ ଉପବିଭାଜିତ ହୋଇଛନ୍ତି । .
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ପ୍ରତିଭା ରାୟ (ଜନ୍ମ: ୨୧ ଜାନୁଆରୀ ୧୯୪୪) ଜଣେ ଭାରତୀୟ ଓଡ଼ିଆ-ଭାଷୀ ଲେଖିକା । ସେ ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ପ୍ରଥମ ଓଡ଼ିଆ ମହିଳା ସାହିତ୍ୟିକା । ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ହେବାରେ ସେ ହେଉଛନ୍ତି ଚତୁର୍ଥ ଓଡ଼ିଆ ଏବଂ ଭାରତର ସପ୍ତମ ମହିଳା ଲେଖିକା । ୧୯୭୪ରେ ତାଙ୍କ ପ୍ରଥମ ଉପନ୍ୟାସ 'ବର୍ଷା, ବସନ୍ତ ଓ ବୈଶାଖ' ପାଠକୀୟ ସ୍ୱୀକୃତି ଲାଭ କରିଥିଲା । ତାଙ୍କ ରଚିତ "ଯାଜ୍ଞସେନୀ" (୧୯୮୫) ପୁସ୍ତକ ଲାଗି ୧୯୯୦ ମସିହାରେ ସେ ଶାରଳା ପୁରସ୍କାର ଓ ୧୯୯୧ ମସିହାରେ ଦେଶର ପ୍ରଥମ ମହିଳା ଭାବେ ମୂର୍ତ୍ତୀଦେବୀ ପୁରସ୍କାର ଲାଭକରିଥିଲେ ।
କାଳିନ୍ଦୀ ଚରଣ ପାଣିଗ୍ରାହୀ (୧୯୦୧ - ୧୯୯୧) ଜଣେ ଖ୍ୟାତନାମା ଓଡ଼ିଆ କବି ଓ ଔପନ୍ୟାସିକ ଥିଲେ । ସେ ଅନ୍ନଦା ଶଙ୍କର ରାୟ, ବୈକୁଣ୍ଠନାଥ ପଟ୍ଟନାୟକ ଓ ଅନ୍ୟମାନଙ୍କ ସହ ମିଶି ଓଡ଼ିଆ ସାହିତ୍ୟରେ "ସବୁଜ ଯୁଗ" ନାମରେ ଏକ ନୂଆ ସାହିତ୍ୟ ଯୁଗ ଆରମ୍ଭ କରିଥିଲେ । ସେ ଜଣେ ବାମପନ୍ଥୀ ଲେଖକ ଭାବରେ ଜଣାଶୁଣା । ଓଡ଼ିଶାର ପ୍ରଥମ ନାରୀ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ତାଙ୍କର ଝିଅ ।
ପୂର୍ବ ଉପକୂଳରେ ଅବସ୍ଥିତ ଭାରତର ୨୮ଟି ରାଜ୍ୟ ମଧ୍ୟରୁ ଓଡ଼ିଶା ଅନ୍ୟତମ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଆଦି ରାଜ୍ୟ ଅଛନ୍ତି । ଓଡ଼ିଆ ଓଡ଼ିଶାର ସରକାରୀ ଓ ବହୁଳତମ କଥିତ ଭାଷା ଏବଂ ୨୦୦୧ ଜନଗଣନା ଅନୁସାରେ ୩.୩୨ କୋଟି (୩୩.୨ ନିୟୁତ) ଲୋକ ଏଥିରେ କଥାହୁଅନ୍ତି । ଆଧୁନିକ ଓଡ଼ିଶା ପ୍ରଦେଶ ୧୯୩୬ ଏପ୍ରିଲ ୧ ତରିଖରେ ବ୍ରିଟିଶ ଶାସିତ ଭାରତର ଏକ ପ୍ରଦେଶ ଭାବରେ ମୁଖ୍ୟତଃ ଓଡ଼ିଆଭାଷୀ ଅଞ୍ଚଳକୁ ନେଇ ଗଠିତ ହୋଇଥିଲା । ଏପ୍ରିଲ ୧ ତାରିଖକୁ ଓଡ଼ିଶା ଦିବସ ଭାବେ ପାଳନ କରାଯାଏ । ପ୍ରାକ୍-ଐତିହାସିକ ଯୁଗରୁ ଓଡ଼ିଶାର ସଭ୍ୟତାର କ୍ରମବିକାଶ ହୋଇଥିଲା । ଖ୍ରୀ.ପୂ.
ସୁଭାଷ ଚନ୍ଦ୍ର ବୋଷ (ନେତାଜୀ ସୁଭାଷ ଚନ୍ଦ୍ର ବୋଷ) (୨୩ ଜାନୁଆରୀ ୧୮୯୭ – ୧୯୪୫ ଅଗଷ୍ଟ ୧୮ [ମୃତ୍ୟୁ ଏବେ ମଧ୍ୟ ରହସ୍ୟମୟ]), ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ଗାସ୍ଟ୍ରୋଏଣ୍ଟେରାଇଟିସ, ପ୍ରତିଶବ୍ଦ ସଂକ୍ରମଣକାରୀ ତରଳ ଝାଡ଼ା (ଇଂରାଜୀ ଭାଷାରେ infectious diarrhea), ଏକ ଖାଦ୍ୟ ନଳୀର ପ୍ରଦାହ ଯାହା ଯାହା ମାନବ ପାକସ୍ଥଳୀ ଓ ଅନ୍ତନଳୀରେ ହୁଏ । ଇଂରାଜୀରେ ଗ୍ୟାସ୍ଟ୍ରୋ ଶବ୍ଦ ପାକସ୍ଥଳିର ବିଶେଷଣ ଓ ଏଣ୍ଟେରୋ ଶବ୍ଦ ଅନ୍ତନାଳିର ବିଶେଷଣ । ଆଇଟିସ ଶବ୍ଦ ପ୍ରଦାହ ଅର୍ଥରେ ବ୍ୟବହାର ହୁଏ । ଏହାକୁ ଅନେକ କଥିତ ଭାଷାରେ ସ୍ଟୋମାକ ଫ୍ଲୁ, ଗ୍ୟାସ୍ଟ୍ରିକ ଫ୍ଲୁ ବା ସ୍ଟୋମାକ ବଗ୍ ନାମ ଦେଇ କହନ୍ତି । ଏହି ରୋଗରେ ମିଳିତ ଭାବରେ ତରଳ ଝାଡ଼ା, ବାନ୍ତି ଓ ଉଦର ଯନ୍ତ୍ରଣା ହୁଏ । ଜ୍ୱର, ଶକ୍ତି ଅଭାବ ଓ ନିର୍ଜଳନ ହୋଇପାରେ । ସ୍ୱାଭାବିକ ଭାବରେ ୨ ସପ୍ତାହ ପର୍ଯ୍ୟନ୍ତ ଏହି ରୋଗ ରହେ ।
ପ୍ରଫୁଲ୍ଲ ସାମଲ ([pɾɔpʰullɔ samɔlɔ] (listen)) (ଜନ୍ମ: ୧୫ ଅଗଷ୍ଟ ୧୯୪୭, ଭଦ୍ରକ) ଜଣେ ଭାରତୀୟ ରାଜନେତା ଏବଂ ବର୍ତ୍ତମାନ ବିଜୁ ଜନତା ଦଳର ସଭ୍ୟ । ସେ ୧୯୭୧ ମସିହାରେ ଓଡ଼ିଶାର ରାଜନୀତିରେ ଯୋଗ ଦେଇଥିଲେ । ୧୯୯୫ ମସିହାରେ ସେ ୧୦ମ ବିଧାନ ସଭାରେ ଜନତା ଦଳର ପ୍ରତିନିଧି ଭାବରେ ଭଦ୍ରକ ନିର୍ବାଚନ ମଣ୍ଡଳୀରୁ ବିଧାୟକ ଭାବରେ ନିର୍ବାଚିତ ହୋଇଥିଲେ । ଏହାପରେ ସେ ୧୧ଶ ଓ ୧୨ଶ ବିଧାନ ସଭାରେ ଜନତା ଦଳର ପ୍ରତିନିଧି ଭାବରେ ଭଦ୍ରକରୁ, ୧୫ଶ ଓ ୧୬ଶ ବିଧାନ ସଭାରେ ବିଜୁ ଜନତା ଦଳର ପ୍ରତିନିଧି ଭାବରେ ଭଣ୍ଡାରିପୋଖରୀ ନିର୍ବାଚନ ମଣ୍ଡଳୀରୁ ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ୧୪ଶ ବିଧାନ ସଭାରେ ପ୍ରଫୁଲ୍ଲ ପଞ୍ଚାୟତିରାଜ ବିଭାଗର ମନ୍ତ୍ରୀ ଥିଲେ । ୧୫ଶ ବିଧାନ ସଭାରେ ସେ ମହିଳା ଓ ଶିଶୁ ବିକାଶ କଲ୍ୟାଣ ଯୋଜନାର ମନ୍ତ୍ରୀ ଥିଲେ ।
କିଶନ ବାପତ୍ ବାବୁରାଓ ହଜାରେ (ଜନ୍ମ: ୧୫ ଜୁନ, ୧୯୩୭), ଭାରତରେ ଗାନ୍ଧୀବାଦୀ ସାମାଜିକ କାମ ପାଇଂ ସେ ପ୍ରସିଦ୍ଧ। ଆନ୍ନା ହଜାରେ ନାମରେ ସେ ଲୋକଙ୍କ ମଧ୍ୟରେ ପରିଚିତ । ସିଏ ଅନେକ ପୁରସ୍କାରରେ ସମ୍ମାନୀତ ହେଇଅଛନ୍ତି। ସେ ମହାରାଷ୍ତ୍ର୍ ରାଜ୍ୟର ରାଲେଗାଓନ୍ ସିଦ୍ଦିରେ ଜନ୍ମ୍ ଗ୍ରହଣ କରିଥିଲେ। ଅରବିନ୍ଦ୍ କେଜ୍ରିବାଲ୍ଙ୍କ ସାଙ୍ଗରେ ମିଶି ସେ ଦୁର୍ନିତି ବିରୁଦ୍ଦରେ ଆନ୍ଦୋଳନ ଆରମ୍ବ କରି ଦେଶ ସାରା ଜନ ମାନସରେ ସଚେତନତା ସ୍ରୁଷ୍ଟି କରିପାରିଛନ୍ତି।
ଛାତି ଯନ୍ତ୍ରଣା କିମ୍ବା ଛାତିରେ କିଛି ଅସୁବିଧା ସାଧାରଣତଃ ଛାତିର ସମ୍ମୁଖ ଭାଗରେ ଅନୁଭବ ହୁଏ । ଏହି ଯନ୍ତ୍ରଣାକୁ ତୀକ୍ଷ୍ଣ, ମାନ୍ଦା, ଚାପଯୁକ୍ତ, ଭାରୀ ଲାଗିବା କିମ୍ବା ଚିପିବା ଭଳି ବର୍ଣ୍ଣନା କରାଯାଇପାରେ | ସଂଯୁକ୍ତ ଲକ୍ଷଣ ମଧ୍ୟରେ କାନ୍ଧ, ବାହୁ, ଉପର ପେଟ ବା ଥୋଡ଼ିରେ ଅଇ, ଝାଳ ବୋହିବା, ବା ଶ୍ୱାସ ବା ଶ୍ୱାସ କମ୍ ହୋଇପାରେ | ଏହାକୁ ହୃଦୟ ସମ୍ବନ୍ଧୀୟ ଏବଂ ଅଣହୃଦୟ ସମ୍ବନ୍ଧୀୟ ଯନ୍ତ୍ରଣାରେ ବିଭକ୍ତ କରାଯାଇପାରେ | ହୃଦୟରେ ଅଯଥେଷ୍ଟ ରକ୍ତ ପ୍ରବାହ ହେତୁ ଯନ୍ତ୍ରଣାକୁ ଆଞ୍ଜାଇନା ପେକ୍ଟୋରିସ ମଧ୍ୟ କୁହାଯାଏ | ମଧୁମେହ ରୋଗୀ କିମ୍ବା ବୃଦ୍ଧମାନଙ୍କର ଅସ୍ପଷ୍ଟ ଲକ୍ଷଣ ଥାଇପାରେ |
ବିଶ୍ୱନାଥ କର, ବାଗ୍ମୀ ବିଶ୍ୱନାଥ କର ନାମରେ ଜଣା, (୨୪ ଡିସେମ୍ବର ୧୮୬୪–୧୯ ଅକ୍ଟୋବର ୧୯୩୪) ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ । ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ । ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ "ରାୟ ବାହାଦୁର" ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି । ୧୮୯୬ ମସିହାରେ ସେ ବିବିଧା ପ୍ରବନ୍ଧ ପୁସ୍ତକ ରଚନା କରିଥିଲେ । ପୁସ୍ତକଟି ସାହିତ୍ୟ, ସଂସ୍କୃତି, ଧର୍ମ, ସଭ୍ୟତା ଇତ୍ୟାଦି ବିଷୟରେ ବିଭିନ୍ନ ସମୟରେ ରଚିତ ଓ ଉତ୍କଳ ସାହିତ୍ୟରେ ପୂର୍ବରୁ ପ୍ରକାଶିତ ପ୍ରବନ୍ଧାବଳୀର ଏକ ସଂକଳନ ।
ଦେବସ୍ନାନ ପୂର୍ଣ୍ଣିମା ପରଦିନଠାରୁ ନେତ୍ରୋତ୍ସବ ପର୍ଯ୍ୟନ୍ତ ଜଗନ୍ନାଥ ମନ୍ଦିରରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରା ଜରରେ ପୀଡ଼ିତ ହୋଇ ଉପଚାର ଘେନୁଥିବାରୁ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତିନାହିଁ । ଏହି କାଳକୁ ଅଣସର ବା ଅନବସର କୁହାଯାଏ । ଦେବସ୍ନାନ ପୂର୍ଣ୍ଣିମା ଦିନ ଦେବସ୍ନାନ ମଣ୍ଡପରେ ଜଗନ୍ନାଥ, ବଳଭଦ୍ର, ଓ ସୁଭଦ୍ରାଙ୍କ ପ୍ରତିମା ଉପରେ ସୁନାକୂଅର ଅଧିବାସ ହୋଇ ରହିଥିବା ୧୦୮ ଗରା ଜଳ ଢଳାହୋଇ ସ୍ନାନ କରାଯାଏ । ଲଗାତର ୨୧ଦିନ ଧରି ନରେନ୍ଦ୍ର ପୋଖରୀରେ ଚାପଖେଳିବା ପରେ ଶ୍ରୀଜୀଉମାନେ ୧୦୮ ଗରା ଜଳରେ ସ୍ନାନ କରିବାରୁ ତାଙ୍କୁ ଜ୍ୱର ହୋଇଛି ବୋଲି ଯାତ୍ରୀମାନଙ୍କୁ କୁହାଯାଏ । ଜ୍ୱର ହେବାପରେ ଶ୍ରୀଜୀଉମାନଙ୍କୁ ଉପଚାର କରିବା ନିମନ୍ତେ ଦଇତାପତି ସେବକ ଓ ଅନ୍ୟ ସେବକମାନେ ଠାକୁରମାନଙ୍କୁ ଅଣସର ଘରକୁ (ଜଗନ୍ନାଥ ମନ୍ଦିରର ଜଗମୋହନରେ ଚନ୍ଦନ ଅର୍ଗଳି ନିକଟରେ ଥିବା ଏକ ସ୍ଥାନ) ନିଅନ୍ତି । ଏହି ସମୟରେ ମହାପ୍ରଭୁଙ୍କ ଦେହରେ ଚୁଆ, କର୍ପୁର, କସ୍ତୁରୀ ଓ ଚନ୍ଦନ ଲେପନ କରାଯିବା ସହ ପାରମ୍ପାରିକ ଉପଚାର କରାଯାଏ । ଅଣସର ଘରେ କେବଳ ଦଇତା ସେବକମାନେ ଅର୍ଥାତ ବିଶ୍ୱାବସୁଙ୍କ ବଂଶଧରମାନେ ସେବାକାର୍ଯ୍ୟ କରନ୍ତି । ବର୍ଷକ ବାର ମାସ ମଧ୍ୟରୁ ପତି ମହାପାତ୍ର ବା ବ୍ରାହ୍ମଣମାନଙ୍କ ସେବା ୧୧ମାସ ଏବଂ ଦଇତାମାନଙ୍କ ସେବା ଏକ ମାସ । ଏହା ଆଷାଢ଼ କୃଷ୍ଣ ପ୍ରତିପଦାରୁ ନୀଳାଦ୍ରୀ ବିଜେ ଯାଏଁ ଚଉଦଦିନ ଧରି କରାଯାଇଥାଏ ।
ସାର ମହମ୍ମଦ ଇକବାଲ (ଏକବାଲ) (ଉର୍ଦ୍ଦୁ: محمد اقبال) (ନଭେମ୍ବର 9, 1877 - 21 ଏପ୍ରିଲ, 1938) ଅବିଭାଜିତ ଭାରତର ଜଣେ ପ୍ରସିଦ୍ଧ କବି, ନେତା ଓ ଦାର୍ଶନିକ ଥିଲେ। ପାକିସ୍ତାନ ଆନ୍ଦୋଳନକୁ ପ୍ରେରଣା ଦେବାର ସମସ୍ତ ଶ୍ରେୟ ତାଙ୍କୁ ଯାଇଥାଏ। ଉର୍ଦ୍ଦୁ ଓ ପାରସୀ ଭାଷାରେ ସେ ଅନେକ କବିତା (ଶାୟରୀ) ରଚନା କରିଛନ୍ତି, ଯାହାକୁ ଆଧୁନିକ ଯୁଗର ସର୍ବଶ୍ରେଷ୍ଠ ଶାୟରୀର ମାନ୍ୟତା ମିଳିଛି। ଉର୍ଦ୍ଦୁ ସାହିତ୍ୟରେ ତାଙ୍କୁ ସବୁଠାରୁ ପ୍ରଭାବ ଶାଳୀ ବ୍ୟକ୍ତି ବୋଲି ପରିଗଣିତ କରାଯାଏ।
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
କଲେରା ମାନବ କ୍ଷୁଦ୍ର ଅନ୍ତନଳୀରେ ଜୀବାଣୁ ଭିବ୍ରିଓ କଲେରିର କେତେକ ପ୍ରଜାତିଦ୍ୱାରା ହେଉଥିବା ରୋଗର ନାମ । ଓଡ଼ିଆରେ ଏହାକୁ ବିସୂଚିକା, ଓଲାଉଠା, ମହାମାରୀ ଓ ହଇଜା ନାମ ମଧ୍ୟ ଦିଆଯାଇଛି । ଏହାର ଲକ୍ଷଣ: ସାମାନ୍ୟରୁ ଗମ୍ଭୀର ଧରଣର ହୋଇପାରେ, କିଛି ବି ନ ହୋଇପାରେ । ସ୍ୱାଭାବିକ ଲକ୍ଷଣ ମଧ୍ୟରେ ବହୁତ ପରିମାଣର ପାଣିଭଳି ତରଳ ଝାଡ଼ା କିଛି ଦିନ ହୁଏ । ବାନ୍ତି ଓ ମାଂସପେଶୀ କ୍ରାମ୍ପ ହୋଇପାରେ । ଅତ୍ୟଧିକ ତରଳ ଝାଡ଼ା ହେଲେ କିଛି ଘଣ୍ଟା ମଧ୍ୟରେ ଗମ୍ଭୀର ନିର୍ଜଳନ ଓ ଇଲେକ୍ଟ୍ରୋଲାଇଟ ଅସନ୍ତୁଳନ ହୁଏ । ଏହାଦ୍ୱାରା ଆଖି କୋଟରଗତ ହୁଏ, ଚର୍ମ ଥଣ୍ଡା ହୁଏ ତଥା ଇଲାସ୍ଟିସିଟି କମିଯାଏ ଏବଂ ହାତ ଓ ପାଦର ଚର୍ମ କୁଞ୍ଚିତ ହୋଇଯାଏ । ନିର୍ଜଳନ ଯୋଗୁ ଚର୍ମ ନୀଳ ହୋଇଯାଏ ଯାହାକୁ ସ୍ୟାନୋସିସ (cyanosis) କୁହାଯାଏ । ଜୀବାଣୁ ପ୍ରବେଶ ପରଠାରୁ ୨ ଘଣ୍ଟାରୁ ୫ ଦିନ ମଧ୍ୟରେ ଲକ୍ଷଣ ପ୍ରକାଶ ପାଏ । ଅନେକ ପ୍ରକାର ଭିବ୍ରିଓ କଲେରି ଜୀବାଣୁର ପ୍ରଜାତିଦ୍ୱାରା କଲେରା ରୋଗ ହୁଏ; କେତେକ ପ୍ରଜାତି ଅନ୍ୟ ପ୍ରଜାତି ଅପେକ୍ଷା ଗମ୍ଭୀର ଧରଣର ରୋଗ କରନ୍ତି । ଅଧିକାଂଶ କ୍ଷେତ୍ରରେ ଜଳ ଓ ଖାଦ୍ୟରେ ଜୀବାଣୁ ମିଶ୍ରିତ ମଳ ଅପମିଶ୍ରିତ ଥିଲେ ଏହି ରୋଗ ବ୍ୟାପେ । ଉତ୍ତମରୁପେ ରନ୍ଧାଯାଇନଥିବା ସାମୁଦ୍ରିକ ଖାଦ୍ୟ ଏହି ରୋଗର ସାଧାରଣ ଉତ୍ସ । ମାନବ ଏକମାତ୍ର ପ୍ରାଣୀ ଯାହାକୁ ଏହି ରୋଗ ହୁଏ । ଅପରିଚ୍ଛନତା, ଅଶୁଦ୍ଧ ପାନୀୟ ଜଳ ଓ ଦାରିଦ୍ର୍ୟ ଯୋଗୁ ଏହି ରୋଗ ସଙ୍କଟ ସୃଷ୍ଟି ହୁଏ । ମଳ ପରୀକ୍ଷା କରି ଏହି ରୋଗ ନିର୍ଣ୍ଣୟ କରାଯାଏ । ଶୀଘ୍ର ନିର୍ଣ୍ଣୟ ନିମନ୍ତେ ଡିପସ୍ଟକ ପରୀକ୍ଷା ମିଳୁଛି କିନ୍ତୁ ଏହା ସଠିକ ନୁହେଁ । ଉନ୍ନତ ପରିଚ୍ଛନ୍ନତା ଓ ବିଶୁଦ୍ଧ ଜଳ ଯୋଗାଣଦ୍ୱାରା ଏହି ରୋଗ ପ୍ରତିରୋଧ କରାଯାଇପାରିବ । କଲେରା ଟିକା ପାଟିରେ ଦିଆହୋଇଥିଲେ ପ୍ରାୟ ୬ମାସ ଧରି ସୁରକ୍ଷା ଦିଏ । ଏହାଦ୍ୱାରା ତରଳ ଝାଡ଼ା କରାଉଥିବା ଅନ୍ୟ ଏକ ଜୀବାଣୁ ଇ.
ଗୋଦାବରୀଶ ମହାପାତ୍ର (୧ ଅକ୍ଟୋବର ୧୮୯୮ - ୨୫ ନଭେମ୍ବର ୧୯୬୫) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ବ୍ୟଙ୍ଗ ଲେଖକ । ସେ 'ବଙ୍କା ଓ ସିଧା' କବିତା ସଙ୍କଳନ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ । ସତ୍ୟବାଦୀ ଯୁଗର ରୀତିନୀତି, ଚିନ୍ତାଚେତନାଦ୍ୱାରା ପ୍ରଭାବିତ ଜଣେ କବି, ଗାଳ୍ପିକ ଦକ୍ଷ ସାମ୍ବାଦିକ ଓ ଔପନ୍ୟାସିକ ଭାବେ ଗୋଦବରୀଶ ମହାପାତ୍ର ପ୍ରସିଦ୍ଧ ।
କ୍ରିଏଟିଭ କମନ୍ସ(ସିସି) ଏକ ଆମେରିକୀୟ ଅଣଲାଭକାରୀ ସଂସ୍ଥା ଯାହା ରଚନାତ୍ମକ କାମକୁ ଆଇନଗତ ଭାବେ ବାଣ୍ଟିବା ଓ ବ୍ୟବହାର କରିବାରେ ସାହାୟତା କରେ । ଏହି ସଂସ୍ଥା କପିରାଇଟ ଲାଇସେନ୍ସ ରୂପରେ କ୍ରିଏଟିଭ କମନ୍ସ ଲାଇସେନ୍ସ ବା ସିସି ଲାଇସେନ୍ସ ପ୍ରକାଶିତ କରିଛି ଯାହା ନିଶୁଳ୍କ ଭାବେ ବ୍ୟବହାର କରିହେବ। ଏହି ଲାଇସେନ୍ସ ସ୍ରଷ୍ଠାକୁ କିଛି ଅଧିକାର ରଖିବାରେ ସାହାୟତା କରେ । ସହଜରେ ବ୍ୟବହାରକାରୀକୁ ଲାଇସେନ୍ସ ବିଷୟରେ ବୁଝେଇବା ପାଇଁ କିଛି ପ୍ରତୀକ ମଧ୍ୟ ବ୍ୟବହାର କରାଯାଏ । କ୍ରିଏଟିଭ କମନ୍ସ କପିରାଇଟର ଅନ୍ୟ ରୁପ ନୁହଁ କିନ୍ତୁ ତା ଉପରେ ଆଧାରିତ ଅଟେ ।
ଓଡ଼ିଶା ସରକାର, ଓଡ଼ିଶା ଓ ଓଡ଼ିଶାର ଅନ୍ତର୍ଗତ ୩୦ଟି ଜିଲ୍ଲାର ଶାସନ କାର୍ଯ୍ୟ ପରିଚାଳନା କରନ୍ତି । ଭାରତର ଅନ୍ୟ ରାଜ୍ୟ ଗୁଡ଼ିକ ଭଳି ରାଜ୍ୟପାଳ ରାଜ୍ୟର ପ୍ରଶାସନିକ ମୁଖ୍ୟ ଅଟନ୍ତି ଓ ସେ କେନ୍ଦ୍ର ସରକାରଙ୍କ ପରାମର୍ଶରେ ଭାରତର ରାଷ୍ଟ୍ରପତିଙ୍କଦ୍ୱାରା ନିଯୁକ୍ତ ହୁଅନ୍ତି । ତାଙ୍କର ପଦବୀ ମୁଖ୍ୟତଃ ଆନୁଷ୍ଠାନିକ । ମୁଖ୍ୟମନ୍ତ୍ରୀ ହେଉଛନ୍ତି ସରକାରର ମୁଖ୍ୟ ଏବଂ ଅଧିକାଂଶ କାର୍ଯ୍ୟନିର୍ବାହୀ କ୍ଷମତା ତାଙ୍କ ଉପରେ ନ୍ୟସ୍ତ । ଭୁବନେଶ୍ୱର ହେଉଛି ଓଡ଼ିଶାର ରାଜଧାନୀ ଏବଂ ଏଥିରେ ବିଧାନ ସଭା (ବିଧାନ ସଭା) ଏବଂ ସଚିବାଳୟ ରହିଛନ୍ତି । କଟକଠାରେ ଓଡ଼ିଶାର ଉଚ୍ଚ ନ୍ୟାୟାଳୟ ଅବସ୍ଥିତ ।
ମହାପୁରୁଷ ଅଚ୍ୟୁତାନନ୍ଦ ଦାସ ଷୋଡ଼ଶ ଶତାବ୍ଦୀର ପ୍ରମୁଖ ଓଡ଼ିଆ ସନ୍ଥ, କବି, ଦାର୍ଶନିକ ଏବଂ ତତ୍କାଳୀନ ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ । ସେ ଆନୁମାନିକ ୧୬ଶ ଶତାବ୍ଦୀ ପ୍ରାରମ୍ଭରେ କଟକ ଜିଲ୍ଲା ତିଳକଣା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ଓଡ଼ିଆ ଭାଷାରେ ଯୋଗ, ପୁରାଣ ଓ ଆଗତ ଭବିଷ୍ୟ ଉପରେ ଆଧାରିତ ୩୬ଟି ସଂହିତା, ୭୮ଟି ଗୀତା, ୧୦୦ଟି ମାଳିକା, ଅନେକ ଭଜନ, ଚଉପଦୀ ଏବଂ ଜଣାଣ ଏହିପରି ପାଖାପାଖି ୧୬୦,୦୦୦ ପଦ୍ୟାବଳୀ ସେ ରଚନା କରିଯାଇଛନ୍ତି । ଯୋଗ, ଜ୍ୟୋତିଷ, ଦର୍ଶନ, ବାସ୍ତୁ, ମନ୍ତ୍ର, ଯନ୍ତ୍ର, ତନ୍ତ୍ର, ଆୟୁର୍ବେଦ ତଥା ଏହିପରି ଅନେକ ବିଷୟ ଏବଂ ବିଦ୍ୟାରେ ତାଙ୍କର ପାରଦର୍ଶିତା ଥିବାରୁ ତାଙ୍କୁ ଓଡ଼ିଶାର ପୁରପଲ୍ଳୀରେ 'ମହାପୁରୁଷ' ଭାବେ ଲୋକେ ଅଭିହିତ କରନ୍ତି ।
ମହାମହୋପାଧ୍ୟାୟ ସାମନ୍ତ ଚନ୍ଦ୍ରଶେଖର ସିଂହ ହରିଚନ୍ଦନ ମହାପାତ୍ର, ପଠାଣି ସାମନ୍ତ ନାମରେ ପରିଚିତ, ଜଣେ ଭାରତୀୟ ଜ୍ୟୋତିର୍ବିଦ, ଗଣିତଜ୍ଞ ଓ ବିଦ୍ୱାନ ଥିଲେ । ସେ ବାଉଁଶ ନଳୀ ସାହାଯ୍ୟରେ ସୂର୍ଯ୍ୟ, ଚନ୍ଦ୍ର, ଗ୍ରହ ଆଦିଙ୍କର ଦୈନିକ ଓ ବାର୍ଷିକ ଆବର୍ତ୍ତନର ଗଣନା, ସୂର୍ଯ୍ୟପରାଗ ଓ ଚନ୍ଦ୍ରଗ୍ରହଣର ସଠିକ୍ ସମୟ ନିର୍ଦ୍ଧାରଣ କରିବା ନିମନ୍ତେ ଜଣା। ସେ ନିଜ ଗବେଷଣା ସିଦ୍ଧାନ୍ତ ଦର୍ପଣ ଗ୍ରନ୍ଥ ରଚନା କରି ପ୍ରକାଶ କରିଥିଲେ । ତାଙ୍କ ନାମରେ ପଠାଣି ସାମନ୍ତ ପଞ୍ଜିକା ନାମ ଏକ ପାଞ୍ଜି ପ୍ରଚଳିତ ।
ରଥ ପୁରୀରେ ରଥ ଯାତ୍ରା ସମୟରେ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ବିଗ୍ରହକୁ ଗୁଣ୍ଡିଚା ମନ୍ଦିରକୁ ନେବା ପାଇଁ ବ୍ୟବହୃତ କାଠତିଆରି ଯାନ । ତିନିଗୋଟି ରଥରେ ପୁଷ୍ୟାନକ୍ଷତ୍ରଯୁକ୍ତ ଆଷାଢ଼ ଶୁକ୍ଳ ଦ୍ୱିତୀୟା ଦିନ ବିଗ୍ରହମାନ ରଥରେ ଜଗନ୍ନାଥ ମନ୍ଦିରରୁ ଗୁଣ୍ଡିଚା ମନ୍ଦିରକୁ ବିଜେ କରି ସେଠାରେ ସପ୍ତାହକାଳ ଅବସ୍ଥାନ ପରେ ଦଶମୀ ଦିନ ବଡ଼ ଦେଉଳକୁ ବାହୁଡ଼ନ୍ତି । ଗୁଣ୍ଡିଚା ମନ୍ଦିରକୁ ଯିବା ଦିନକୁ ରଥଯାତ୍ରା ବା ଗୁଣ୍ଡିଚା ଫେରିବା ଦିନକୁ ବାହୁଡ଼ା ଯାତ୍ରା ବୋଲାଯାଏ ।
ବିଧାନ ଚନ୍ଦ୍ର ରାୟ ପଶ୍ଚିମବଙ୍ଗର ଦ୍ୱିତୀୟ ମୁଖ୍ୟମନ୍ତ୍ରୀ ଭାବେ ଦୀର୍ଘ ୧୪ ବର୍ଷ ଶାସନ କରି ରାଜ୍ୟର ଅନେକ ଉନ୍ନତି ମୂଳକ କାର୍ଯ୍ୟ କରିଥିଲେ । ସେ ଏକାଧାରରେ ଜଣେ ବିଖ୍ୟାତ ଚିକିତ୍ସକ, ପ୍ରମୁଖ ରାଜନେତା ଏବଂ ସ୍ୱାଧୀନତା ସଂଗ୍ରାମୀ । ପଶ୍ଚିମବଙ୍ଗର ପାଞ୍ଚୋଟି ନଗର ଦୁର୍ଗାପୁର, କଲ୍ୟଣୀ, ବିଧାନନଗର, ଅଶୋକନଗର(ଉତ୍ତର ୨୪ ପ୍ରଗଣା)ଏବଂ ହାବଡାକୁ ଆଧୁନିକ ଭାବେ ଗଢ଼ି ତୋଳିବାରେ ତାଙ୍କର ପ୍ରମୁଖ ଭୂମିକା ଯୋଗୁଁ ତାଙ୍କୁ ଆଧୁନିକ ପଶ୍ଚିମ ବଙ୍ଗର ନିର୍ମାତା ମଧ୍ୟ କୁହାଯାଏ । କଲିକତା ଭେଷଜ ମହାବିଦ୍ୟାଳୟ ତଥା କଲିକତା ବିଶ୍ୱବିଦ୍ୟାଳୟର ସେ ଜଣେ ପୂର୍ବତନ ଛାତ୍ର । ଇତିହାସରେ ବହୁତ କମ୍ ବ୍ୟକ୍ତି ତାଙ୍କ ଭଳି FRCS ଓ MRCP ଦୁଇଟି ପାଠ୍ୟକ୍ରମ ମାତ୍ର ଦୁଇ ବର୍ଷ ତିନି ମାସରେ ଶେଷ କରି ଦୁଇଟି ଡିଗ୍ରୀ ହାସଲ କରିପାରିଛନ୍ତି । ଭାରତରେ ତାଙ୍କ ଜନ୍ମ ଦିନକୁ (ପ୍ରତିବର୍ଷ ୧ ଜୁଲାଇ) ଜାତୀୟ ଚିକିତ୍ସକ ଦିବସ ରୂପେ ପାଳନ କରାଯାଉଛି । ୪ ଫେବୃଆରୀ ୧୯୬୧ରେ ତାଙ୍କୁ ଭାରତର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତରତ୍ନ ଉପାଧୀରେ ସମ୍ମାନିତ କରାଯାଇଛି ।
ମଣିଷ ତା'ର କୌତୁହଳରୁ ତାରା ଦେଖା ଆରମ୍ଭ କଲା । କାଳ କାଳ ଧରି ଆକାଶକୁ ଲକ୍ଷ୍ୟ କଲା। ତାରାମାନଙ୍କୁ ଯୋଡ଼ି ବିଭିନ୍ନ ଆକୃତି କଳ୍ପନା କଲା । ଆକାଶରେ ସେମାନଙ୍କର ଗତି ଓ ସ୍ଥିତିକୁ ବୁଝିବାକୁ ଚେଷ୍ଟା କଲା । ଆଖିଦେଖା ଅନୁଭୂତି ଓ ମାପଚୁପକୁ ନେଇ ବିଜ୍ଞାନୀମାନେ ବିଶ୍ୱର ଗଠନ ଉପରେ କେତେ ପରିକଳ୍ପନା କଲେ। ଅଧିକ ନିରୀକ୍ଷଣ, ତର୍କ ଓ ପରଖ ବଳରେ ଏସବୁ ପରିକଳ୍ପନା ପାକଳ ହେଲା। କିନ୍ତୁ ତଥାପି ଏବେ ବି ମଣିଷ ଆକାଶ ଓ ତାରା ପ୍ରତି ଆଗ୍ରହୀ ରହିଛି। ସେମାନଙ୍କ ଗତିବିଧି ବୁଝିବାରେ ଲାଗିଛି। ତାକୁ ନିଜର ନିତିଦିନିଆ ଜୀବନ ସହ ଯୋଡ଼ିଛି। ସଞ୍ଜ ବୁଡ଼ିଲେ ଧୀରେ ଧୀରେ ଅନ୍ଧାର ମାଡ଼ି ଆସିବ, ଟିକି ଟିକି ତାରା ସବୁ ଆକାଶରେ ଦେଖାଯିବ। ସୂର୍ଯ୍ୟ ଅସ୍ତ ହେବାର ଘଣ୍ଟାଏ ଭିତରେ ପୂରା ଅନ୍ଧାର ହୋଇଯିବ ଏବଂ ଆକାଶ ତାରାରେ ଭରିଯିବ। ନିୟମିତ ଭାବରେ ଲକ୍ଷ୍ୟ କଲେ ଏକା ଭଳି ଦିଶୁଥିବା ତାରାଙ୍କ ଭିତରେ ତଫାତ ବାରିହେବ ଏବଂ ନିର୍ଦ୍ଦିଷ୍ଟ ତାରାଙ୍କୁ ଚିହ୍ନିବାର ମଜା ପାଇହେବ। ଆମେ ଜାଣିଛେ ଯେ ପୃଥିବୀ ନିଜ ଚାରିପଟେ ୨୪ ଘଣ୍ଟାରେ ଥରେ ବା ପ୍ରତି ଘଣ୍ଟାରେ ୧୫ ଡିଗ୍ରି ବୁଲେ। ସନ୍ଧ୍ୟାବେଳେ ପୂର୍ବରେ ଉଇଁଥିବା ତାରାମାନେ ୧୨ ଘଣ୍ଟା ପରେ ୧୮୦ ଡିଗ୍ରି ଯାଇ ସକାଳକୁ ପଶ୍ଚିମ ଦିଗରେ ଅସ୍ତ ହୁଅନ୍ତି। ସୂର୍ଯ୍ୟ ଚାରିପଟେ ପୃଥିବୀ ୩୬୫ ଦିନରେ ଗୋଟିଏ ଘେରା ବୁଲେ ବା ଦିନକୁ ୧ ଡିଗ୍ରି ବାଟ ଯାଏ। ସେଥିପାଇଁ ପ୍ରତିଦିନ ତାରାମାନେ ୪ ମିନିଟ ଡେରିରେ ଉଦୟ ବା ଅସ୍ତ ହେବା ଭଳି ମନେହୁଏ। ଗୋଟିଏ ମାସ ପରେ ଦୁଇଘଣ୍ଟା ଆଗରୁ ଉଦୟ ହେବ। ବର୍ଷସାରା ଲକ୍ଷ୍ୟକଲେ ଜଣାଯିବ ଯେ ଆଜି ଠିକ୍ ସନ୍ଧ୍ୟାବେଳେ ଯେଉଁ ତାରା ପୂର୍ବ ଦିଗରେ ଉଦୟ ହେବ, ଛଅମାସ ପରେ ସେ ତାରା ସେହି ସମୟରେ ପଶ୍ଚିମ ଦିଗବଳୟରେ ଅସ୍ତ ହେବ। ବର୍ଷକ ପରେ ପୁଣି ସନ୍ଧ୍ୟାବେଳେ ଉଦୟ ହେବ। ତେଣୁ ବର୍ଷର ପ୍ରତି ରାତି ପାଇଁ ଆକାଶରେ ତାରାମାନଙ୍କ ସ୍ଥାନ ନିର୍ଦ୍ଦିଷ୍ଟ ରହିଛି। ଏହି ତତ୍ତ୍ୱକୁ ନେଇ ତାରା ମାନଚିତ୍ର ପ୍ରସ୍ତୁତ କରାଯାଇଛି। ଅବଶ୍ୟ ସ୍ଥାନ ଓ ସମୟ ଅନୁସାରେ ତାରା ମାନଚିତ୍ର ଅଲଗା ହୋଇଥାଏ। ଗ୍ରହମାନଙ୍କର ଗତି କିନ୍ତୁ ତାରାମାନଙ୍କ ଭଳି ନିର୍ଦ୍ଦିଷ୍ଟ ନ ଥାଏ। କାରଣ ତାରା ତୁଳନାରେ ଏମାନେ ପୃଥିବୀର ବେଶ୍ ପାଖରେ ଅଛନ୍ତି ଏବଂ ପ୍ରତ୍ୟେକ ଗ୍ରହର ଗତିବେଗ ଅଲଗା। ଏବେ ଏହାକୁ ଗାଣିତିକ ଧାରାରେ ବୁଝାଯାଇ ପାରୁଛି। କେଉଁ ଗ୍ରହ କେବେ କେଉଁଠି ଦେଖାଯିବ ତାହା ଆଗୁଆ ହିସାବ କରାଯାଇ ପାରୁଛି। ୨୦୧୩ ମସିହାରେ କେଉଁ ଗ୍ରହ କେତେବେଳେ ଉଦୟ ହେବ (କେବଳ ରାତି ଆକାଶରେ) ବା ଅସ୍ତ ହେବ ତାହା ଗୋଟିଏ ଗ୍ରାଫ୍ କରି ବୁଝାଯାଇଛି। ଗ୍ରାଫ୍ଟି ମୁଖ୍ୟତଃ ଭୁବନେଶ୍ୱର ଓ ମୋଟାମୋଟି ଓଡ଼ିଶା ପାଇଁ ତିଆରି କରାଯାଇଛି। ଉଦୟ-ଅସ୍ତ ଗ୍ରାଫ୍ର ବ୍ୟବହାର ପର ପୃଷ୍ଠାରେ ଥିବା ଗ୍ରାଫ୍ର ବାମ-ଡାହାଣ (X ଧାର) ବା ଚଉଡ଼ା ପଟ ସୂର୍ଯ୍ୟ ଅସ୍ତଠାରୁ ସୂର୍ଯ୍ୟ ଉଦୟ ପର୍ଯ୍ୟନ୍ତ ରାତିର ସମୟ ଦେଖାଉଛି। ଏଥିରେ ପ୍ରତି ୧ ଘଣ୍ଟା ଛଡ଼ାରେ ଚିହ୍ନ ଦିଆଯାଇଛି। ମଝିରେ ଥିବା ଗାରଟି ରାତି ଅଧ ସୂଚାଉଛି। ଉପର-ତଳ (Y ଧାର) ବା ଉଚ୍ଚ ପଟରେ ତାରିଖ ରହିଛି। ପ୍ରତି ମାସର ଆରମ୍ଭ, ମଝି ଓ ଶେଷ ଏଥିରେ ଦେଖାଯାଇଛି। ଦିନବେଳେ ପଡ଼ୁଥିବା ଉଦୟ-ଅସ୍ତ ଦେଖାଯାଇନାହିଁ। ସବୁ ଘଟଣା ଭାରତୀୟ ମାନକ ସମୟରେ ଦିଆଯାଇଛି। ବାମ ପଟରେ ଉପର-ତଳ ବଙ୍କା ଗାର ସୂର୍ଯ୍ୟାସ୍ତ ଏବଂ ଡାହାଣ ପଟରେ ଥିବା ସେହିଭଳି ବଙ୍କା ଗାର ସୂର୍ଯ୍ୟ ଉଦୟର ସମୟ ସୂଚାଉଛି। ସୂର୍ଯ୍ୟ ଅସ୍ତ ପରେ ବା ଉଦୟ ପୂର୍ବରୁ ଅଧଘଣ୍ଟାରୁ ଏକ ଘଣ୍ଟା ଯାଏଁ ଗୋଧୂଳି ବା ଉଷାର ଆଲୁଅ ରହିଥାଏ। ଏହି ସମୟରେ ସେଥିପାଇଁ ଅଳ୍ପ ଉଜଳ ପିଣ୍ଡଗୁଡ଼ିକୁ ଦେଖିବା କଷ୍ଟ। ଗ୍ରାଫ୍ରୁ କୌଣସି ରାତିର ଉଦୟ ଅସ୍ତ ଦେଖିବାକୁ ହେଲେ ସେହି ତାରିଖ ସିଧା ଦେଖିବାକୁ ହେବ। ଗୋଟିଏ ଉଦାହରଣ ନେଇ ଦେଖିଲେ କଥାଟି ଆହୁରି ସ୍ପଷ୍ଟ ବୁଝିହେବ। ୨୦୧୩ ମସିହା ଅଗଷ୍ଟ ୧ ତାରିଖ ସିଧାରେ ଗୋଟିଏ ସ୍କେଲ ବା କାଗଜପଟି ପକାଇ ବାମ ଆଡ଼ୁ ଦେଖିଲେ ପ୍ରଥମେ ଭେଟିବା ସୂର୍ଯ୍ୟ ଅସ୍ତ ଗାରକୁ। ଦୁହିଁଙ୍କର ଛେଦବିନ୍ଦୁ, ତଳ ଉପର ଧାରରେ ୧୮.୧୮ ବା ସନ୍ଧ୍ୟା ୬ ଘ. ୧୮ ମିନିଟରେ କଟୁଛି। ଅର୍ଥାତ ଅଗଷ୍ଟ ୧ ତାରିଖ ଦିନ, ସୂର୍ଯ୍ୟ ସନ୍ଧ୍ୟା ୬ଘ. ୧୮ ମିନିଟରେ ଅସ୍ତ ହେବ। ଏହା ପରେ ଡାହାଣ ଆଡ଼କୁ ଗଲେ ଶୁକ୍ର ଅସ୍ତ ଗାରକୁ କାଟିବ ରାତି ୮ଘ.