ସର୍ବାଧିକ ପଠିତ ଓଡ଼ିଆ ଉଇକିପିଡ଼ିଆ ପ୍ରସଙ୍ଗସମୂହ । ସବୁଦିନ ଅପଡେଟ ହେଉଥାଏ । Learn more...
ରଥଯାତ୍ରା (ରଥ, ଘୋଷଯାତ୍ରା ଓ ଶ୍ରୀଗୁଣ୍ଡିଚା ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀଠାରେ ପାଳିତ ଓ ଜଗନ୍ନାଥଙ୍କ ସହ ସମ୍ବନ୍ଧିତ ଏକ ହିନ୍ଦୁ ପର୍ବ । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ ପୁରୀର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା ଜଗନ୍ନାଥ ମନ୍ଦିରରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନାତ୍ମିକା ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, ପୁରାଣ ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି । ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. ସ୍ନାନ ଉତ୍ସବ, ୨. ଅନବସର, ୩.
ଜଗନ୍ନାଥ ମନ୍ଦିର (ବଡ଼ଦେଉଳ, ଶ୍ରୀମନ୍ଦିର ନାମରେ ମଧ୍ୟ ଜଣା) ଓଡ଼ିଶାର ପୁରୀ ସହରର ମଧ୍ୟଭାଗରେ ଅବସ୍ଥିତ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଶ୍ରୀସୁଦର୍ଶନ ପୂଜିତ ହେଉଥିବା ଏକ ପୁରାତନ ଦେଉଳ । ଓଡ଼ିଶାର ସଂସ୍କୃତି ଏବଂ ଜୀବନ ଶୈଳୀ ଉପରେ ଏହି ମନ୍ଦିରର ସବିଶେଷ ସ୍ଥାନ ରହିଛି । କଳିଙ୍ଗ ସ୍ଥାପତ୍ୟ କଳାରେ ନିର୍ମିତ ଏହି ଦେଉଳ ବିଶ୍ୱର ପୂର୍ବ-ଦକ୍ଷିଣ (ଅଗ୍ନିକୋଣ)ରେ ଭାରତ, ଭାରତର ଅଗ୍ନିକୋଣରେ ଓଡ଼ିଶା, ଓଡ଼ିଶାର ଅଗ୍ନିକୋଣରେ ଅବସ୍ଥିତ ପୁରୀ, ପୁରୀର ଅଗ୍ନିକୋଣରେ ଶ୍ରୀବତ୍ସଖଣ୍ଡଶାଳ ରୀତିରେ ନିର୍ମିତ ବଡ଼ଦେଉଳ ଏବଂ ବଡ଼ଦେଉଳର ଅଗ୍ନିକୋଣରେ ରୋଷଶାଳା, ଯେଉଁଠାରେ ମନ୍ଦିର ନିର୍ମାଣ କାଳରୁ ଅଗ୍ନି ପ୍ରଜ୍ଜ୍ୱଳିତ ହୋଇଥାଏ । ଏହା ମହୋଦଧିତୀରେ ଥିଲେ ହେଁ ଏଠାରେ କୂଅ ଖୋଳିଲେ ଲୁଣପାଣି ନ ଝରି ମଧୁରଜଳ ଝରିଥାଏ।
କୋଣାର୍କ ସୂର୍ଯ୍ୟ ମନ୍ଦିର ୧୩ଶ ଶତାବ୍ଦୀରେ ନିର୍ମିତ ଭାରତର ଓଡ଼ିଶାର କୋଣାର୍କରେ ଅବସ୍ଥିତ ଏକ ସୂର୍ଯ୍ୟ ମନ୍ଦିର ।) । ପ୍ରାୟ ୧୨୫୦ ଖ୍ରୀଷ୍ଟାବ୍ଦରେ ଉତ୍କଳର ଗଙ୍ଗବଂଶୀୟ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କଦ୍ୱାରା ଏହି ମନ୍ଦିର ତୋଳାଯାଇଥିଲା ବୋଲି ଜଣାଯାଏ । ଏକ ବିଶାଳ ରଥାକୃତିର ଏହି ମନ୍ଦିରଟି ହେଉଛି ପଞ୍ଚରଥ ବିଶିଷ୍ଟ ଯହିଁରେ ପଥର ନିର୍ମିତ ଚକ, ସ୍ତମ୍ଭ ଓ କାନ୍ଥ ରହିଛି । ଏହାର ମୁଖ୍ୟ ଭାଗ ଧୀରେ ଧୀରେ କ୍ଷୟ ହେବାରେ ଲାଗିଛି । ଏହା ଏକ ବିଶ୍ୱ ଐତିହ୍ୟ ସ୍ଥଳୀ । ଟାଇମସ୍ ଅଫ ଇଣ୍ଡିଆ ଓ ଏନଡିଟିଭି ସୂଚୀଭୁକ୍ତ ଭାରତର ସପ୍ତାଶ୍ଚର୍ଯ୍ୟ ଭିତରେ ଏହାର ନାମ ଲିପିବଦ୍ଧ ହୋଇଛି ।
ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା, ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀକ୍ଷେତ୍ରରେ ପାଳନ କରାଯାଏ । ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ । ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ । ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି ।
ଶୂଦ୍ରମୁନି ସାରଳା ଦାସ ଓଡ଼ିଆ ଭାଷାର ଜଣେ ମହାନ ସାଧକ ଥିଲେ ଓ ପୁରାତନ ଓଡ଼ିଆ ଭାଷାରେ ବଳିଷ୍ଠ ସାହିତ୍ୟ ଓ ଧର୍ମ ପୁରାଣ ରଚନା କରିଥିଲେ । ସେ ଓଡ଼ିଶାର ଜଗତସିଂହପୁର ଜିଲ୍ଲାର "ତେନ୍ତୁଳିପଦା"ଠାରେ ଜନ୍ମ ନେଇଥିଲେ । ତାଙ୍କର ପ୍ରଥମ ନାମ ଥିଲା "ସିଦ୍ଧେଶ୍ୱର ପରିଡ଼ା", ପରେ ଝଙ୍କଡ ବାସିନୀ ଦେବୀ ମା ଶାରଳାଙ୍କଠାରୁ ବର ପାଇ କବି ହୋଇଥିବାରୁ ସେ ନିଜେ ଆପଣାକୁ 'ସାରଳା ଦାସ' ବୋଲି ପରିଚିତ କରାଇଥିଲେ ।
ଗୋଦାବରୀଶ ମିଶ୍ର (୨୬ ଅକ୍ଟୋବର ୧୮୮୬ - ୨୬ ଜୁଲାଇ ୧୯୫୬) ଜଣେ ଓଡ଼ିଆ କବି, ଗାଳ୍ପିକ ଓ ନାଟ୍ୟକାର ଥିଲେ । ସେ ଆଧୁନିକ ପଞ୍ଚସଖାଙ୍କ ମଧ୍ୟରୁ ଜଣେ ଓ ପଣ୍ଡିତ ଗୋପବନ୍ଧୁ ଦାସଙ୍କଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟରେ ଶିକ୍ଷକତା କରିଥିଲେ । ସେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ମନ୍ତ୍ରୀମଣ୍ଡଳରେ ଅର୍ଥ ଓ ଶିକ୍ଷା ମନ୍ତ୍ରୀ ମଧ୍ୟ ଥିଲେ । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ।
ଭାରତ ସରକାରୀ ସ୍ତରରେ ଏକ ଗଣରାଜ୍ୟ ଓ ଦକ୍ଷିଣ ଏସିଆର ଏକ ଦେଶ । ଏହା ଭୌଗୋଳିକ ଆୟତନ ଅନୁସାରେ ବିଶ୍ୱର ସପ୍ତମ ଓ ଜନସଂଖ୍ୟା ଅନୁସାରେ ବିଶ୍ୱର ପ୍ରଥମ ବୃହତ୍ତମ ଦେଶ । ଏହା ବିଶ୍ୱର ବୃହତ୍ତମ ଗଣତନ୍ତ୍ର ରୁପରେ ପରିଚିତ । ଏହାର ଉତ୍ତରରେ ଉଚ୍ଚ ଏବଂ ବହୁଦୂର ଯାଏ ଲମ୍ବିଥିବା ହିମାଳୟ, ଦକ୍ଷିଣରେ ଭାରତ ମହାସାଗର, ପୂର୍ବରେ ବଙ୍ଗୋପସାଗର ଓ ପଶ୍ଚିମରେ ଆରବସାଗର ରହିଛି । ଏହି ବିଶାଳ ଭୂଖଣ୍ଡରେ 28 ଗୋଟି ରାଜ୍ୟ ଓ ୮ଟି କେନ୍ଦ୍ର-ଶାସିତ ଅଞ୍ଚଳ ରହିଛି । ଭାରତର ପଡ଼ୋଶୀ ଦେଶମାନଙ୍କ ମଧ୍ୟରେ, ଉତ୍ତରରେ ଚୀନ, ନେପାଳ ଓ ଭୁଟାନ, ପଶ୍ଚିମରେ ପାକିସ୍ତାନ, ପୂର୍ବରେ ବଙ୍ଗଳାଦେଶ ଓ ମିଆଁମାର, ଏବଂ ଦକ୍ଷିଣରେ ଶ୍ରୀଲଙ୍କା ଅବସ୍ଥିତ ।
ସ୍ୱାମୀ ବିବେକାନନ୍ଦ (୧୨ ଜାନୁଆରୀ ୧୮୬୩ - ୪ ଜୁଲାଇ ୧୯୦୨) ବେଦାନ୍ତର ଜଣେ ବିଶ୍ୱ ପ୍ରସିଦ୍ଧ ଆଧ୍ୟାତ୍ମିକ ଧର୍ମ ଗୁରୁ । ସନାତନ (ହିନ୍ଦୁ) ଧର୍ମକୁ ବିଶ୍ୱଦରବାରରେ ପରିଚିତ କରିବାରେ ତାଙ୍କର ଅବଦାନ ଅତୁଳନୀୟ । ସେ ୧୮୯୩ ମସିହା ଆମେରିକାର ଚିକାଗୋ ବିଶ୍ୱଧର୍ମ ସମ୍ମିଳନୀରେ ହିନ୍ଦୁଧର୍ମର ପ୍ରତିନିଧିତ୍ୱ କରିଥିଲେ। ସେଠାରେ ସେ ହିନ୍ଦୁ ଧର୍ମ ଉପରେ ମର୍ମସ୍ପର୍ଶୀ ଭାଷଣଦେଇ ଇତିହାସ ରଚନା କରିଥିଲେ । ୧୮୬୩ ମସିହା ଜାନୁଆରୀ ୧୨ ତାରିଖର କଲିକତାର ସିମିଳାପଲ୍ଲୀରେ ବିଶ୍ୱନାଥ ଦତ୍ତ ଓ ଭୁବନେଶ୍ୱରୀ ଦେବୀଙ୍କର ପ୍ରଥମ ପୁତ୍ରରୁପେ ଜନ୍ମଗ୍ରହଣ କରିଥିଲେ । ଛୋଟବେଳୁ ତାଙ୍କ ମନରେ ଧର୍ମଭାବ ପରିଲକ୍ଷିତ ହୋଇଥିଲା । ତାଙ୍କର ଏକ ମାତ୍ର ଆକାଂକ୍ଷା ଥିଲା ଭଗବତ ଦର୍ଶନ । ସେ ପାଠପଢ଼ିବା ସମୟରେ ବ୍ରାହ୍ମସମାଜଭୁତ ହୋଇ ନିୟମିତ ଉପାସନାରେ ଯୋଗ ଦେଉଥିଲେ । ଭଗବାନଙ୍କୁ ଆନ୍ତରିକ ଦର୍ଶନ କରିବାକୁ ଚାହୁଁଥିବା ବଳିଷ୍ଠଦେହ ଓ ଦୃଢ଼ମନର ଅଧିକାରୀ ସ୍ୱାମୀ ବିବେକାନନ୍ଦ ରାମକୃଷ୍ଣ ପରମହଂସଙ୍କୁ ଗୁରୁରୁପେ ବରଣ କରିଥିଲେ । ରାମକୃଷ୍ଣ ନିଜର ମହାନ ଭାବାଦର୍ଶ ପ୍ରସାର କାର୍ଯ୍ୟ ବିବେକାନନ୍ଦଙ୍କଦ୍ୱାରା ସମ୍ପାଦିତ କରାଇଥିଲେ । ଗୌରବମୟ ଭାରତୀୟ ସଂସ୍କୁତି ବିବେକାନନ୍ଦଙ୍କୁ ବହୁତ ଆନନ୍ଦ ଦେଇଥିଲା କିନ୍ତୁ ଭାରତର ଜନସାଧାରଣଙ୍କର ଦ୍ରାରିଦ୍ୟ ଓ ଅଶିକ୍ଷା ତାଙ୍କୁ ବ୍ୟଥିତ କରିଥିଲା । ମାତ୍ର ୨୬ ବର୍ଷ ବୟସରେ ସେ ସନ୍ନ୍ୟାସୀ ହୋଇଥିଲେ ଓ ତା ପରେ ପାଶ୍ଚାତ୍ୟ ଭ୍ରମଣ କରି ସଂପୂର୍ଣ୍ଣ ବିଶ୍ୱରେ ହିନ୍ଦୁ ଧର୍ମ ଓ ବେଦାନ୍ତର ପ୍ରଚାର ଓ ପ୍ରସାର କରିଥିଲେ ।
ଅତିବଡ଼ି ଜଗନ୍ନାଥ ଦାସ (୧୪୮୭-୧୫୪୭) (କେତେକ ମତ ଦେଇଥାନ୍ତି ତାଙ୍କ ଜୀବନ କାଳ (୧୪୯୨-୧୫୫୨) ଭିତରେ) ଜଣେ ଓଡ଼ିଆ କବି ଓ ସାଧକ ଥିଲେ । ସେ ଓଡ଼ିଆ ସାହିତ୍ୟର ପଞ୍ଚସଖାଙ୍କ (ପାଞ୍ଚ ଜଣ ଭକ୍ତକବିଙ୍କ ସମାହାର; ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଶିଶୁ ଅନନ୍ତ ଦାସ, ଯଶୋବନ୍ତ ଦାସ) ଭିତରୁ ଜଣେ । ଏହି ପଞ୍ଚସଖା ଓଡ଼ିଶାରେ "ଭକ୍ତି" ଧାରାର ଆବାହକ ଥିଲେ । ଚୈତନ୍ୟ ଦେବଙ୍କ ପୁରୀ ଆଗମନ ସମୟରେ ସେ ଜଗନ୍ନାଥ ଦାସଙ୍କ ଭକ୍ତିଭାବରେ ପ୍ରୀତ ହୋଇ ସମ୍ମାନରେ ଜଗନ୍ନାଥଙ୍କୁ "ଅତିବଡ଼ି" ଡାକୁଥିଲେ (ଅର୍ଥାତ "ଜଗନ୍ନାଥଙ୍କର ସବୁଠାରୁ ବଡ଼ ଭକ୍ତ") । ଜଗନ୍ନାଥ ଓଡ଼ିଆ ଭାଗବତର ରଚନା କରିଥିଲେ ।
ପୃଥିବୀ ବର୍ଷକୁ ଥରେ ସୂର୍ଯ୍ୟଙ୍କର ଚାରିଆଡ଼େ ଘୁରି ଆସେ, କିନ୍ତୁ ଜ୍ୟୋତିଷ ଗଣନାର ସୁବିଧା ପାଇଁ ପଣ୍ଡିତମାନେ କଳ୍ପନା କରିଅଛନ୍ତି ଯେ ସମୁଦାୟ ଆକାଶ ବା ଖ-ଗୋଳରେ ଥାଇ ସୂର୍ଯ୍ୟ ୧୨ ମାସ (୩୬୫ ଦିନ ବା ଏକ ସୌର ବର୍ଷ)ରେ ପୃଥିବୀର ଚାରିଆଡ଼େ ଥରେ ଘୁରି ଆସନ୍ତି । ବର୍ଷକ ୧୨ ମାସ ଥିବାରୁ ଖ-ଗୋଳ (୩୬୦ ଡିଗ୍ରୀ)କୁ ୧୨ ଭାଗରେ ବିଭକ୍ତ କରା ଯାଇଅଛି । ଏହି ପ୍ରତ୍ୟେକ ଭାଗ ୩୦ ଡିଗ୍ରୀ ଅଟେ ଓ ପ୍ରତ୍ୟେକ ୩୦ ଡିଗ୍ରୀ ପରିମିତ ସୀମା ମଧ୍ୟରେ ଦେଖା ଯାଉଥିବା କେତେକ ଉଜ୍ଜଳ ନକ୍ଷତ୍ରମାନଙ୍କୁ ଯୋଗ କରି ଗୋଟିଏ ଗୋଟିଏ ଜୀବ (ଯଥା- ମେଷ, ବୃଷ, ମିଥୁନ, କକଡ଼ା, ସିଂହ, କନ୍ୟା, ବିଛା, ମକର, ମୀନ)ର ବା ବସ୍ତୁ (ତୁଳାଯନ୍ତ୍ର, ଧନୁ, କୁମ୍ଭ)ର ଛବି କଳ୍ପନା ସାହାଯ୍ୟରେ ଅଙ୍କିତ କରାଯାଇ ସେହି ନକ୍ଷତ୍ରମାନଙ୍କୁ ସେହି ଜୀବ ବା ବସ୍ତୁ ନାମରେ ଡକାଯାଉଅଛି । ଉଦାହରଣସ୍ୱରୁପ ଦେଖାଯିବ ଯେ ଯେଉଁ ୩୦ ଡିଗ୍ରୀ ସୀମା ମଧ୍ୟରେ ବିଛା ରାଶି ଅବସ୍ଥିତ ସେଥିରେ ଥିବା ଉଜ୍ଜଳ ନକ୍ଷତ୍ରଗୁଡ଼ିକୁ ଯୋଗ କଲେ ଗୋଟିଏ କଙ୍କଡ଼ା ବିଛାର ରୂପ କଳ୍ପିତ ହୋଇପାରିବ । ଏଥିପାଇଁ ଉକ୍ତ ୩୦ ଡିଗ୍ରୀକୁ ବିଛାରାଶି ନାମରେ ଡକାଯାଏ । ଚନ୍ଦ୍ର ପୃଥିବୀର ଚାରିଆଡ଼େ ୩୦ଦିନରେ ଥରେ ଘୁରି ଆସନ୍ତି। ଏଥିପାଇଁ ଚାନ୍ଦ୍ରମାନ ମାସକ ୩୦ ଦିନ ଓ ଚାନ୍ଦ୍ରମାନ ବର୍ଷକ ୩୬୦ଦିନ ।
କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ର (୯ ଡିସେମ୍ବର ୧୮୮୮- ୨୪ ଫେବୃଆରୀ ୧୯୫୩) ଜଣେ ଜଣାଶୁଣା ଭାରତୀୟ-ଓଡ଼ିଆ କବି ଥିଲେ । ସେ ଓଡ଼ିଶାର ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ରଚନା କରିଥିଲେ । ସେ ଓଡ଼ିଆ କବିତା, ଗଳ୍ପ, ଉପନ୍ୟାସ, ବ୍ୟଙ୍ଗ-ସାହିତ୍ୟ ଓ ଲାଳିକା ଆଦି ମଧ୍ୟ ରଚନା କରିଥିଲେ । ତାଙ୍କର ଉଲ୍ଲେଖନୀୟ ରଚନାବଳୀ ମଧ୍ୟରେ ଉପନ୍ୟାସ କଣାମାମୁଁ ଓ କ୍ଷୁଦ୍ରଗଳ୍ପ ବୁଢ଼ା ଶଙ୍ଖାରୀ,ସ୍ୱରାଜ ଓ ସ୍ୱଦେଶୀ କବିତା ସଂକଳନ ତଥା "ଡିମ୍ବକ୍ରେସି ସଭା", "ହନୁମନ୍ତ ବସ୍ତ୍ରହରଣ", "ସମସ୍ୟା" ଆଦି ବ୍ୟଙ୍ଗ ନାଟକ ଅନ୍ୟତମ । ସ୍ୱାଧୀନତା ସଂଗ୍ରାମୀ, ରାଜନେତା ଓ ଜନପ୍ରିୟ ଲେଖକ ନିତ୍ୟାନନ୍ଦ ମହାପାତ୍ର ଥିଲେ ତାଙ୍କର ପୁତ୍ର ।
ଓଡ଼ିଶା ( ଓଡ଼ିଶା ) ଭାରତର ପୂର୍ବ ଉପକୂଳରେ ଥିବା ଏକ ପ୍ରଶାସନିକ ରାଜ୍ୟ । ଏହାର ଉତ୍ତର-ପୂର୍ବରେ ପଶ୍ଚିମବଙ୍ଗ, ଉତ୍ତରରେ ଝାଡ଼ଖଣ୍ଡ, ପଶ୍ଚିମ ଓ ଉତ୍ତର-ପଶ୍ଚିମରେ ଛତିଶଗଡ଼, ଦକ୍ଷିଣ ଓ ଦକ୍ଷିଣ-ପଶ୍ଚିମରେ ଆନ୍ଧ୍ରପ୍ରଦେଶ ଅବସ୍ଥିତ । ଏହା ଆୟତନ ଓ ଜନସଂଖ୍ୟା ହିସାବରେ ଯଥାକ୍ରମେ ଅଷ୍ଟମ ଓ ଏକାଦଶ ରାଜ୍ୟ । ଓଡ଼ିଆ ଭାଷା ରାଜ୍ୟର ସରକାରୀ ଭାଷା । ୨୦୦୧ ଜନଗଣନା ଅନୁସାରେ ରାଜ୍ୟର ପ୍ରାୟ ୩୩.୨ ନିୟୁତ ଲୋକ ଓଡ଼ିଆ ଭାଷା ବ୍ୟବହାର କରନ୍ତି । ଏହା ପ୍ରାଚୀନ କଳିଙ୍ଗ ଓ ଉତ୍କଳର ଆଧୁନିକ ନାମ । ଓଡ଼ିଶା ୧ ଅପ୍ରେଲ ୧୯୩୬ରେ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବରେ ନବଗଠିତ ହୋଇଥିଲା । ସେହି ସ୍ମୃତିରେ ପ୍ରତିବର୍ଷ ୧ ଅପ୍ରେଲକୁ ଓଡ଼ିଶା ଦିବସ ବା ଉତ୍କଳ ଦିବସ ଭାବରେ ପାଳନ କରାଯାଇଥାଏ । ଭୁବନେଶ୍ୱର ଏହି ରାଜ୍ୟର ସବୁଠାରୁ ବଡ଼ ସହର ଏବଂ ରାଜଧାନୀ । ଅଷ୍ଟମ ଶତାବ୍ଦୀରୁ ଅଧିକ ସମୟ ଧରି କଟକ ଓଡ଼ିଶାର ରାଜଧାନୀ ରହିବା ପରେ ୧୩ ଅପ୍ରେଲ ୧୯୪୮ରେ ଭୁବନେଶ୍ୱରକୁ ଓଡ଼ିଶାର ନୂତନ ରାଜଧାନୀ ଭାବେ ଘୋଷଣା କରାଯାଇଥିଲା । ପୃଥିବୀର ଦୀର୍ଘତମ ନଦୀବନ୍ଧ ହୀରାକୁଦ ଏହି ରାଜ୍ୟର ସମ୍ବଲପୁର ଜିଲ୍ଲାରେ ଅବସ୍ଥିତ । ଏହାଛଡ଼ା ଓଡ଼ିଶାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଛି । ପୁରୀ, କୋଣାର୍କ ଓ ଭୁବନେଶ୍ୱରର ଐତିହ୍ୟସ୍ଥଳୀକୁ ପୂର୍ବ ଭାରତର ସୁବର୍ଣ୍ଣ ତ୍ରିଭୁଜ ବୋଲି କୁହାଯାଏ । ଢେଙ୍କାନାଳର କପିଳାସ ଶିବ ମନ୍ଦିର । ପୁରୀର ଜଗନ୍ନାଥ ମନ୍ଦିର ଏବଂ ଏହାର ରଥଯାତ୍ରା ବିଶ୍ୱପ୍ରସିଦ୍ଧ । ପୁରୀର ଜଗନ୍ନାଥ ମନ୍ଦିର, କୋଣାର୍କର ସୂର୍ଯ୍ୟ ମନ୍ଦିର, ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର, ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା, ସମ୍ରାଟ ଖାରବେଳଙ୍କ ଶିଳାଲେଖ, ଧଉଳିଗିରି, ଜଉଗଡ଼ଠାରେ ଅଶୋକଙ୍କ ପ୍ରସିଦ୍ଧ ଶିଳାଲେଖ ଏବଂ କଟକର ବାରବାଟି ଦୁର୍ଗ, ଆଠମଲ୍ଲିକ ର ଦେଉଳଝରୀ ଇତ୍ୟାଦି ଏହି ରାଜ୍ୟରେ ଥିବା ମୁଖ୍ୟ ଐତିହାସିକ କିର୍ତ୍ତୀ । ବାଲେଶ୍ୱରର ଚାନ୍ଦିପୁରଠାରେ ଭାରତର ପ୍ରତିରକ୍ଷା ବିଭାଗଦ୍ୱାରା କ୍ଷେପଣାସ୍ତ୍ର ଘାଟି ପ୍ରତିଷ୍ଠା କରାଯାଇଛି । ଓଡ଼ିଶାରେ ପୁରୀ, କୋଣାର୍କର ଚନ୍ଦ୍ରଭାଗା, ଗଞ୍ଜାମର ଗୋପାଳପୁର ଓ ବାଲେଶ୍ୱରର ଚାନ୍ଦିପୁର ଓ ତାଳସାରିଠାରେ ବେଳାଭୂମିମାନ ରହିଛି ।
ମଧୁସୂଦନ ଦାସ ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା ଆନ୍ଦୋଳନର ମୁଖ୍ୟ ପୁରୋଧା ଓ ଲେଖକ ଓ କବି ଥିଲେ । ସେ ଥିଲେ ଓଡ଼ିଶାର ପ୍ରଥମ ବାରିଷ୍ଟର, ପ୍ରଥମ ଓଡ଼ିଆ ଗ୍ରାଜୁଏଟ, ପ୍ରଥମ ଓଡ଼ିଆ ଏମ.ଏ., ପ୍ରଥମ ଓଡ଼ିଆ ବିଲାତ ଯାତ୍ରୀ, ଓଡ଼ିଶାର ପ୍ରଥମ ଏଲ.ଏଲ.ବି., ପ୍ରଥମ ବିହାର-ଓଡ଼ିଶା ବିଧାନ ସଭା ସଦସ୍ୟ, ପ୍ରଥମ ମନ୍ତ୍ରୀ, ପ୍ରଥମ ଜିଲ୍ଲା ପରିଷଦ ବେସରକାରୀ ସଦସ୍ୟ ଏବଂ ଭାଇସରାୟଙ୍କ ପରିଷଦର ପ୍ରଥମ ସଦସ୍ୟ । ଓଡ଼ିଶାର ବିଚ୍ଛିନ୍ନାଞ୍ଚଳର ଏକତ୍ରୀକରଣ ପାଇଁ ସେ ସାରାଜୀବନ ସଂଗ୍ରାମ କରିଥିଲେ । ତାଙ୍କର ପ୍ରଚେଷ୍ଟା ଫଳରେ ୧୯୩୬ ମସିହା ଅପ୍ରେଲ ୧ ତାରିଖରେ ଭାଷା ଭିତ୍ତିରେ ପ୍ରଥମ ଭାରତୀୟ ରାଜ୍ୟ ଭାବେ ଓଡ଼ିଶାର ପ୍ରତିଷ୍ଠା ହୋଇଥିଲା । ଓଡ଼ିଶାର ମୋଚିମାନଙ୍କୁ ଚାକିରି ଯୋଗାଇ ଦେବା ପାଇଁ ତଥା ଚମଡ଼ାଶିଳ୍ପର ବିକାଶ ନିମନ୍ତେ ଉତ୍କଳ ଟ୍ୟାନେରି ଓ କଟକର ସୁନା-ରୂପାର ତାରକସି କାମ ପାଇଁ ସେ ଉତ୍କଳ ଆର୍ଟ ୱାର୍କସର ପ୍ରତିଷ୍ଠା କରିଥିଲେ । ଏତଦ୍ ବ୍ୟତୀତ ଓଡ଼ିଶାର ସ୍କୁଲ ପାପେପୁସ୍ତକରେ ଛାତ୍ରମାନଙ୍କୁ ବିଦ୍ୟା ଅଧ୍ୟନରେ ମନୋନିବେଶ କରି ଭବିଷ୍ୟତରେ ମଧୁବାବୁଙ୍କ ଭଳି ଆଦର୍ଶ ସ୍ଥାନୀୟ ବ୍ୟକ୍ତି ହେବା ପାଇଁ ଓ ଦେଶର ସେବା କରିବା ପାଇଁ ଆହ୍ମାନ ଦିଆଯାଇ ଲେଖାଯାଇଛି-
ନେଲସନ ରୋଲିହ୍ହଲ୍ଲା ମଣ୍ଡେଲା (୧୮ ଜୁଲାଇ ୧୯୧୮ - ୫ ଡିସେମ୍ବର ୨୦୧୩) ଦକ୍ଷିଣ ଆଫ୍ରିକାର ପୂର୍ବତନ ରାଷ୍ଟ୍ରମୁଖ୍ୟ (୧୯୯୪-୧୯୯୯) ଥିଲେ । ସେ ଦକ୍ଷିଣ ଆଫ୍ରିକାର ପ୍ରଥମ ଅଣ ଶ୍ୱେତାଙ୍ଗ ବା କୃଷ୍ଣକାୟ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିଲେ । ତାଙ୍କ ଶାସନକାଳ ମଧ୍ୟରେ ଅପାର୍ଥିଡ଼ ନୀତିର ପତନ ହୋଇଥିଲା ତଥା ଚାଲିଆସୁଥିବା ରଙ୍ଗଭେଦ, ଦାରିଦ୍ର୍ୟ, ସାମାଜିକ ଅସମାନତାକୁ ଦୂର କରିବାକୁ ବିଶେଷ ପ୍ରାଧାନ୍ୟ ଦିଆଯାଇଥିଲା । ରାଜନୈତିକ ଭାବେ ସେ ଗଣତାନ୍ତ୍ରିକ ସମାଜବାଦୀ ଚିନ୍ତାଧାରାରେ ବିଶ୍ୱାସ ରଖିଥିଲେ ଏବଂ ଆଫ୍ରିକୀୟ ଜାତୀୟ କଂଗ୍ରେସର ସଭାପତି ଭାବେ ୧୯୯୧ରୁ ୧୯୯୭ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ । ଅନ୍ତର୍ଜାତୀୟ ପଦବୀ ଭାବେ "ନନ-ଆଲାଇନଡ ମୁଭମେଣ୍ଟ"ର ସାଧାରଣ-ସଚିବ ଭାବେ ୧୯୯୮-୧୯୯୯ ପାଇଁ କାର୍ଯ୍ୟରତ ଥିଲେ । ଯୋସା ସଂପ୍ରଦାୟର ଥେମ୍ବୁ ରାଜପରିବାରରେ ଜନ୍ମଗ୍ରହଣ କରି ମଣ୍ଡେଲା ଫୋର୍ଟ ହାରେ ବିଶ୍ୱ ବିଦ୍ୟାଳୟ ଓ ୱିଟୱାଟର୍ସରାଣ୍ଡ ବିଶ୍ୱବିଦ୍ୟାଳୟରେ ଆଇନ ଶିକ୍ଷା କରିଥିଲେ । ଜୋହାନ୍ସବର୍ଗରେ ରହିବା ସମୟରେ ଔପନିବେଶ ବିରୋଧୀ ରାଜନୀତିରେ ଅଂଶଗ୍ରହଣ କରି ଆଫ୍ରିକୀୟ ଜାତୀୟ କଂଗ୍ରେସରେ ଯୋଗଦେଇଥିଲେ ଓ ଏହାର ଯୁବ ସଂଘର ପ୍ରତିଷ୍ଠାତା ସଭ୍ୟ ଥିଲେ । ୧୯୪୮ରେ ନ୍ୟାସନାଲ ପାର୍ଟିର "ଆଫ୍ରିକାନ" ଜାତୀୟତାବାଦୀମାନେ ସରକାର ଗଠନ କରି କ୍ଷମତାକୁ ଆସିବା ପରେ ଅପାର୍ଥିଡ଼କୁ ନୀତିକୁ ପ୍ରାଧାନ୍ୟ ଦେଇଥିଲେ, ଏବଂ ସେହି ସମୟରେ ମଣ୍ଡେଲା ଜାତୀୟ କଂଗ୍ରେସଦ୍ୱାରା ୧୯୫୨ରେ ହୋଇଥିବା ଅସହଯୋଗ ଆନ୍ଦୋଳନରେ ପ୍ରମୁଖ ଭୂମିକା ଗ୍ରହଣ କରି ଟ୍ରାନ୍ସଭାଲ କଂଗ୍ରେସର ସଭାପତି ନିର୍ବାଚିତ ହୋଇଥିଲେ ଏବଂ ୧୯୫୫ରେ "ପିପୁଲ ଅଫ କଂଗ୍ରେସ"କୁ ଉଦବୋଧନ ଦେଇଥିଲେ । ଜଣେ ଓକିଲ ଭାବେ କାର୍ଯ୍ୟ କରୁଥିବା ସମୟରେ ସନ୍ଦେହଜନକ କାର୍ଯ୍ୟକଳାପ ପାଇଁ ଓ ଜାତୀୟ କଂଗ୍ରେସ ନେତା ଭାବେ ୧୯୫୫ରୁ ୧୯୬୧ ଯାଏଁ ଦେଶଦ୍ରୋହ ପାଇଁ ଅଭିଯୁକ୍ତ ହୋଇଥିଲେ ମଧ୍ୟ ଶେଷରେ ନିର୍ଦ୍ଦୋଷ ସାବ୍ୟସ୍ତ ହୋଇଥିଲେ । ଯଦିଓ ଆନ୍ଦୋଳନ ଆରମ୍ଭରେ ସେ ଅହିଂସା ନୀତିରେ ବିଶ୍ୱାସ ରଖିଥିଲେ; କିନ୍ତୁ ସାଉଥ ଆଫ୍ରିକାନ କମ୍ୟୁନିଷ୍ଟ ପାର୍ଟି ସହ ମିଶି ୧୯୬୧ରେ "ଉମଖୋଂତ ୱେ ସିଜୱେ" ନାମରେ ଏକ ସଶସ୍ତ୍ର ବାହିନୀ ଗଠନ କରି, ସରକାର ବିରୁଦ୍ଧରେ ବହୁ ବୋମାମାଡ଼ର ନେତୃତ୍ୱ ନେଇଥିଲେ । ୧୯୬୨ ମସିହାରେ ଗଣସଂହାର ଓ ଅନ୍ତର୍ଘାତୀ କାର୍ଯ୍ୟପାଇଁ ଦୋଷୀ ସାବ୍ୟସ୍ତ ହୋଇ ରିଭିନିଆ ଶୁଣାଣୀରେ ଆଜୀବନ କାରାବାସ ପାଇଁ ଦଣ୍ଡ ପାଇଥିଲେ । ରଙ୍ଗଭେଦ ନୀତି ଓ ଅପାର୍ଥିଡ଼ ବିରୋଧରେ ଲଢ଼ି ସେ ନିଜ ଜୀବନକାଳର ୨୭ ବର୍ଷ କାଳ ରୋବେନ ଦ୍ୱୀପର କାରାଗାର, ପୋଲ୍ସମୁର କାରାଗାର ଓ ଭିକ୍ଟର ଭର୍ଷ୍ଟର କାରାଗାରରେ କଟାଇଥିଲେ । ତାଙ୍କୁ ମୁକ୍ତ କରିବା ପାଇଁ ଆନ୍ତର୍ଜାତିକ ଚାପ ବଢ଼ିବାରୁ ୧୯୯୦ରେ ଛାଡ଼ ପାଇଥିଲେ । ଜାତୀୟ କଂଗ୍ରେସର ସଭାପତି ଥିବା ସମୟରେ ମଣ୍ଡେଲା ନିଜର ଆତ୍ମଜୀବନୀ ପ୍ରକାଶ କରିଥିଲେ ଓ ତତକାଳୀନ ରାଷ୍ଟ୍ରପତି ଏଫ.ଡବଲ୍ୟୁ.
ବିର୍ସା ମୁଣ୍ଡା ଭାରତର ଜଣେ ଦେଶପ୍ରେମୀ ସଂଗ୍ରାମୀ ଭାବରେ ଇତିହାସରେ ବିଖ୍ୟାତ। ଊନବିଂଶ ଶତାବ୍ଦୀରେ ଭାରତରେ ଇଂରେଜ ଶାସନ କାଳରେ ବିର୍ସା ବିହାର ଓ ଝାଡ଼ଖଣ୍ଡ ଅଞ୍ଚଳର ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ଏକାଠି କରି ଏକ ବଡ଼ ଧରଣର ବିପ୍ଲବ ଆରମ୍ଭ କରିଥିଲେ । ୨୫ ବର୍ଷ ବୟସର ହେବା ବେଳକୁ ଭାରତର ସ୍ୱାଧୀନତା ସଂଗ୍ରାମର ଇତିହାସରେ ସେ ଏକ ନୂତନ ଫର୍ଦ୍ଦ ଯୋଡ଼ିସାରିଥିଲେ । ସେ ନିଜ ଗାଁ ଏବଂ ଆଖପାଖ ଅଞ୍ଚଳର ଯୁବକ ମାନଙ୍କୁ ଇଂରେଜ ସରକାରଙ୍କ ବିରୋଧରେ ଲଢ଼ିବାକୁ ସଂଗଠିତ କରିପାରିଥିଲେ ।
ଭୀମରାଓ ରାମଜୀ ଆମ୍ବେଦକର (୧୪ ଏପ୍ରିଲ ୧୮୯୧ - ୬ ଡିସେମ୍ବର ୧୯୫୬) ଜଣେ ଭାରତୀୟ ଆଇନଜୀବୀ, ଅର୍ଥନୀତିଜ୍ଞ, ସମାଜ ସଂସ୍କାରକ ଏବଂ ରାଜନୈତିକ ନେତା ଥିଲେ ଯିଏ ସମ୍ବିଧାନ ସଭା ବିତର୍କରୁ ଭାରତର ସମ୍ବିଧାନ ପ୍ରସ୍ତୁତ କରୁଥିବା କମିଟିର ନେତୃତ୍ୱ ନେଇଥିଲେ, ଜବାହରଲାଲ ନେହେରୁଙ୍କ ପ୍ରଥମ କ୍ୟାବିନେଟରେ ଆଇନ ଏବଂ ନ୍ୟାୟ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ହିନ୍ଦୁ ଧର୍ମ ତ୍ୟାଗ କରିବା ପରେ ଦଳିତ ବୌଦ୍ଧ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ ।
ଆଜ୍ମା ଗୋଟିଏ ଅତି ସାଧାରଣ ଦୀର୍ଘସ୍ଥାୟୀ ରୋଗ ଯେଉଁଥିରେ ଶ୍ୱାସନଳୀର ପ୍ରଦାହ ହୁଏ ।. ଏହାକୁ ଭୁଲରେ ଅନେକ ଆସ୍ଥମା ବୋଲି କହନ୍ତି କିନ୍ତୁ ଏହାର ପ୍ରକୃତ ଉଚ୍ଚାରଣ ଆଜ୍ମା (Azma) । ଏହା ଏକ ଗ୍ରୀକ ଭାଷାର ଶବ୍ଦ ଯାହାର ଅର୍ଥ ପାଣ୍ଟିଙ୍ଗ (Panting) ବା ପରିଶ୍ରମ ପରେ ହେଉଥିବା ଛୋଟ ଛୋଟ ଦୃତ ଶ୍ୱାସ କ୍ରିୟା । ଓଡ଼ିଆ ଭାଷାରେ ଏହି ରୋଗକୁ 'ଶ୍ୱାସ' ଓ 'ଦମା' ନାମ ମଧ୍ୟ ଦିଆଯାଇଛି । ଏହି ରୋଗରେ ଶ୍ୱାସ ନଳୀ ପ୍ରଦାହ ହୋଇ ପୁନଃପୌନିକ ଲକ୍ଷଣ ପ୍ରକାଶ ହୁଏ, ଶ୍ୱାସ ନଳୀର ଅସ୍ଥାୟୀ ସଙ୍କୋଚନ ହେତୁ ବାୟୁ ପ୍ରବାହ ବାଧା ପ୍ରାପ୍ତ ହୁଏ । ଏହାର ବିଭିନ୍ନ ଲକ୍ଷଣ ଗୁଡ଼ିକ: ଶ୍ୱାସ କ୍ରିୟା ବେଳେ ହୁଇଜ୍(ହୁଇସିଲ୍ ଶବ୍ଦ) ଶବ୍ଦ ଶୁଣାଯିବା, କାଶ, ଛାତି ଚିପିହେବା ଭଳି ଲାଗିବା ଓ ଛୋଟ ଶ୍ୱାସକ୍ରିୟା, ଛୋଟ ପ୍ରଶ୍ୱାସ ସହ ଦୀର୍ଘ ନିଶ୍ୱାସ ଛାଡ଼ିବା । ଏହି ଲକ୍ଷଣଗୁଡ଼ିକ ଦିନରେ ବା ସପ୍ତାହରେ କିଛି ଥାର ଦେଖାଯାଏ ।. ରାତିରେ ଓ ବ୍ୟାୟାମ କଲାବେଳେ ଏହି ରୋଗ ଅଧିକ ହୋଇପାରେ । ଜେନେଟିକ୍ ଓ ପରିବେଶ ଦ୍ୱୟର ମିଶ୍ରିତ ପ୍ରଭାବ ଯୋଗୁ ଆଜ୍ମା ହେବା ବିଶ୍ୱାସ କରାଯାଉଛି । ବାୟୁମଣ୍ଡଳୀୟ କାରକ ମଧ୍ୟରେ ବାୟୁ ପ୍ରଦୂଷଣ ଓ ଆଲର୍ଜେନର ଭୂମିକା ଅଛି ।.
"ସ୍ୱଭାବ କବି" ଗଙ୍ଗାଧର ମେହେର (୯ ଅଗଷ୍ଟ ୧୮୬୨ - ୪ ଅପ୍ରେଲ ୧୯୨୪) ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟରେ ଜଣେ ମହାନ କବି ଥିଲେ । ସେ ଓଡ଼ିଆ ସାହିତ୍ୟରେ ପ୍ରକୃତି କବି ଓ ସ୍ୱଭାବ କବି ଭାବେ ପରିଚିତ । ତାଙ୍କର ପ୍ରମୁଖ ରଚନାବଳୀ ମଧ୍ୟରେ ଇନ୍ଦୁମତୀ, କୀଚକ ବଧ,ତପସ୍ୱିନୀ, ପ୍ରଣୟବଲ୍ଲରୀ ଆଦି ପ୍ରମୁଖ । ରାଧାନାଥ ରାୟ ସେ ସମୟରେ ବିଦେଶୀ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି କାବ୍ୟ କବିତା ରଚନା କରୁଥିବା ବେଳେ ଗଙ୍ଗାଧର ସଂସ୍କୃତ ଭାଷା ସାହିତ୍ୟରୁ କଥାବସ୍ତୁ ଗ୍ରହଣ କରି ରଚନା କରିଯାଇଛନ୍ତି ଅନେକ କାବ୍ୟ। ତାଙ୍କ କାବ୍ୟ ଗୁଡ଼ିକ ମନୋରମ, ଶିକ୍ଷଣୀୟ ତଥା ସଦୁପଯୋଗି। ଏଇଥି ପାଇଁ କବି ଖଗେଶ୍ବର ତାଙ୍କ ପାଇଁ କହିଥିଲେ -
ଗୋପୀନାଥ ମହାନ୍ତି (୨୦ ଅପ୍ରେଲ ୧୯୧୪- ୨୦ ଅଗଷ୍ଟ ୧୯୯୧) ଓଡ଼ିଶାର ପ୍ରଥମ ଜ୍ଞାନପୀଠ ପୁରସ୍କାର ସମ୍ମାନିତ ଓଡ଼ିଆ ଔପନ୍ୟାସିକ ଥିଲେ । ତାଙ୍କ ରଚନାସବୁ ଆଦିବାସୀ ଜୀବନଚର୍ଯ୍ୟା ଓ ସେମାନଙ୍କ ଉପରେ ଆଧୁନିକତାର ଅତ୍ୟାଚାରକୁ ନେଇ । ତାଙ୍କ ଲେଖାମାନ ଓଡ଼ିଆ ଓ ଅନ୍ୟାନ୍ୟ ଭାଷାରେ ଅନୁଦିତ ହୋଇ ପ୍ରକାଶିତ ହୋଇଛି । ତାଙ୍କ ପ୍ରମୁଖ ରଚନା ମଧ୍ୟରେ ପରଜା, ଦାଦିବୁଢ଼ା, ଅମୃତର ସନ୍ତାନ, ଛାଇଆଲୁଅ ଗଳ୍ପ ଆଦି ଅନ୍ୟତମ । ୧୯୮୬ରେ ଗୋପୀନାଥ ମହାନ୍ତି ଆମେରିକାର ସାନ୍ଜୋସ୍ ଷ୍ଟେଟ୍ ୟୁନିଭର୍ସିଟିରେ ସମାଜବିଜ୍ଞାନ ପ୍ରାଧ୍ୟାପକ ଭାବେ ଯୋଗ ଦେଇଥିଲେ । ତାଙ୍କର ଶେଷ ଜୀବନ ସେହିଠାରେ କଟିଥିଲା ।
ଓଡ଼ିଶାର ହିନ୍ଦୁ ଧର୍ମର ବ୍ରାହ୍ମଣ ଜାତି ଉତ୍କଳ ବ୍ରାହ୍ମଣ ନାମରେ ଜଣା । ଏମାନେ ଏବେକାର ଓଡ଼ିଶା, ପଶ୍ଚିମ ବଙ୍ଗ, ଛତିଶଗଡ଼, ଆନ୍ଧ୍ର ପ୍ରଦେଶ ଓ ଝାଡ଼ଖଣ୍ଡରେ ବସବାସ କରିଥାନ୍ତି । ଏହି ବ୍ରାହ୍ମଣଗୋଷ୍ଠୀଗୁଡ଼ିକର ମାତୃଭାଷା ଓଡ଼ିଆ ତଥା ସମୁଦାୟ ଓଡ଼ିଆ ଜନସଂଖ୍ୟାର ୯% ଭାଗ ଏହିମାନେ ଅଧିକାର କରିଛନ୍ତି । ଏମାନଙ୍କ ଗୁଣସୂତ୍ର ବା କ୍ରୋମୋଜୋମ ଗୁଡ଼ିକ ମଧ୍ୟଏସିଆ ଓ ଉତ୍ତର ଭାରତର ଅନେକ ଜନଜାତି ସହ ମିଳିଥାଏ । କୁହାଯାଏ କି ପୁରାତନ ଯୁଗରେ କଳିଙ୍ଗ ଏକ ବ୍ରାହ୍ମଣ ବିହୀନ ସାମ୍ରାଜ୍ୟ ଥିଲ। । ପ୍ରଥମରୁ ଅଷ୍ଟମ ଶତାବ୍ଦୀ ମଧ୍ୟରେ ଉତ୍ତର ଭାରତର ଗଙ୍ଗା ନଦୀ କୁଳରୁ ଅନେକ ବ୍ରାହ୍ମଣ କଳିଙ୍ଗ ରାଜାଙ୍କ ନିମନ୍ତ୍ରଣରେ କଳିଙ୍ଗ ପ୍ରଦେଶକୁ ଆସି ଯାଜପୁରର ବୈତରଣୀ ନଦୀ କୁଳରେ ବସବାସ କରିବା ଆରମ୍ଭ କଲେ । କାଳକ୍ରମେ ସେମାନେ ଓଡ଼ିଶାର ବାକି ଜାଗାମାନଙ୍କରେ ବାସ କରିବା ଆରମ୍ଭକଲେ। ଚୀନର ଦାର୍ଶନିକ ହୁଏନସାଂ ମଧ୍ୟ ତାଙ୍କ ଲେଖାରେ ଉତ୍କଳ ବ୍ରାହ୍ମଣମାନଙ୍କ ହୋମଯଜ୍ଞ ଓ ବୈତରଣୀ ନଦୀ କୁଳରୁ ଉଠୁଥିବା ହୋମ ଧୂଆଁ ବିଷୟରେ ବର୍ଣ୍ଣନା କରିଛନ୍ତି । ଉତ୍କଳ ବ୍ରାହ୍ମଣମାନଙ୍କର କିଛି ଉପନାମ ଦାଶ, ମିଶ୍ର, ରଥ, କର, ଆଚାର୍ଯ୍ୟ, ତ୍ରିପାଠୀ, ଷଡ଼ଙ୍ଗୀ, ଶର୍ମା, ଦାଶଶର୍ମା, ରଥଶର୍ମା, ନନ୍ଦ, ପଣ୍ଡା, ପାଢୀ, ପାଣି, ପାଣିଗ୍ରାହୀ, ପୁଜାପଣ୍ଡା, ବଡ଼ପଣ୍ଡା, ମହାପାତ୍ର, ଶତପଥୀ, ଓତା ଓ ହୋତା ଇତ୍ୟାଦି ।
ଶାମ୍ବ ଦଶମୀ ପୌଷ ଶୁକ୍ଳ ଦଶମୀ ଦିନ ପାଳନ କରାଯାଏ । ଶାମ୍ବ ଦଶମୀ ହେଉଛି ସୂର୍ଯ୍ୟପୂଜାର ପର୍ବ, ଯେପରି କୁମାରପୂର୍ଣ୍ଣମୀ ଚନ୍ଦ୍ରପୂଜା ପର୍ବ । ବର୍ଷର ବାରମାସ ଯାକ ବିଭିନ୍ନ ପର୍ବପର୍ବାଣି ପାଳିତ ହେଉଥିଲେ ମଧ୍ୟ ମୁଖ୍ୟତଃ ଶ୍ରାବଣ ଅମାବାସ୍ୟା ଚିତାଲାଗିଠାରୁ ପୌଷ ଶୁକ୍ଳ ଦଶମୀ ଶାମ୍ବଦଶମୀ ମଧ୍ୟରେ ଅଧିକାଂଶ ପର୍ବ ପାଳିତ ହୋଇଥାଏ । ଏହି ସମୟ ମଧ୍ୟରେ ପାଳିତ ହେଉଥିବା ପବପର୍ବାଣିରେ ଏଥିପାଇଁ ଗାଉଁଲୀ ଢଗ ରହିଛି ଯଥା-""ଅଇଲା ଚିତୋଉ ନାନୀ/ ବାରଓଷା ପର୍ବ ସଙ୍ଗରେ ଘେନି, ଶମ୍ବର ଦଶମୀ ଅଲଣାଦାଉ/ ସବୁ ଓଷା ବାର ଏଇଠି ଥାଉ ।"
ଭକ୍ତକବି ମଧୁସୂଦନ ରାଓ (ଖ୍ରୀ ୧୮୫୩-୧୯୧୨) ଜଣେ ଓଡ଼ିଆ କବି, ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା ଓ ଓଡ଼ିଆ ଭାଷାର ପ୍ରଥମ ବର୍ଣ୍ଣବୋଧ, ମଧୁ ବର୍ଣ୍ଣବୋଧର ପ୍ରଣେତା । ସେ ଏକାଧାରରେ ଥିଲେ ଜଣେ ଆଦର୍ଶ ଶିକ୍ଷକ, କବି ସାହିତ୍ୟିକ, ପଣ୍ଡିତ, ସୁସଂଗଠକ ଓ ସମାଜ ସଂସ୍କାରକ । ସାହିତ୍ୟର ପ୍ରଚାର ପ୍ରସାର ପାଇଁ, ସେ କଟକରେ "ଉତ୍କଳ ସାହିତ୍ୟ ସମାଜ" ପ୍ରତିଷ୍ଠା କରିଥିଲେ ।
ଅଗ୍ନାଶୟ କର୍କଟ (ଇଂରାଜୀରେ Pancreatic cancer) ପାକସ୍ଥଳୀ ପୃଷ୍ଠଭାଗରେ ଥିବା ଏକ ଗ୍ରନ୍ଥିମୟ ଅଗ୍ନାଶୟର ଜୀବକୋଷମାନଙ୍କର ଅନିୟନ୍ତ୍ରିତ ଅଭିବୃଦ୍ଧି ହୋଇ ସୃଷ୍ଟି ହୁଏ । ଏହି କର୍କଟ ଜୀବକୋଷଗୁଡ଼ିକର ଅନ୍ୟ ଅଙ୍ଗକୁ ବ୍ୟାପିବାର କ୍ଷମତା ଥାଏ । ଏହ ଅନେକ ପ୍ରକାର ହୋଇ ବାହାରେ । ଅତି ସାଧାରଣଭାବେ ୮୫% ଆଡେନୋକାର୍ସିନୋମା ଦେଖାଯାଏ । ହଜମକାରୀ ଏନ୍ଜାଇମ ପ୍ରସ୍ତୁତକାରୀ ଅଂଶରୁ ଏହି ଆଡେନୋକାର୍ସିନୋମା ସୃଷ୍ଟି ହୁଏ । ସମୁଦାୟ ଅଗ୍ନାଶୟ କର୍କଟ ସଂଖ୍ୟାର ୧ରୁ ୨ % ନିଉରୋଏଣ୍ଡୋକାର୍ସିନୋମା ଥାଏ ଯାହା ହରମୋନ ତିଆରି କରୁଥିବା ନିଉରୋଏଣ୍ଡୋକ୍ରାଇନ ଜୀବକୋଷରୁ ବାହାରେ । ଏହା ଅଳ୍ପ ଆକ୍ରମଣକାରୀ ଅଟେ । ଏହି ରୋଗରେ କାମଳ ବା ଜଣ୍ଡିସ(ହଳଦିଆ ଚମ), ପେଟ ଯନ୍ତ୍ରଣା, କଟି ଯନ୍ତ୍ରଣା ଓ ଅଣସ୍ପଷ୍ଟିକୃତ ଓଜନ ହ୍ରାସ, ଫିକା ଝାଡ଼ା, ଗାଢ଼ ପରିସ୍ରା ଓ କ୍ଷୁଧାହୀନତା ହୁଏ । ଆରମ୍ଭ ଅବସ୍ଥାରେ କୌଣସି ଲକ୍ଷଣ ନ ଥାଏ, ଏହି କର୍କଟ ଅତି ଆଗେଇ ନ ଯିବା ପର୍ଯ୍ୟନ୍ତ ଅଗ୍ନାଶୟ କର୍କଟ ବୋଲି ନିଧାର୍ଯ୍ୟ ଭାବେ କହିହେବନାହିଁ । ଏହାର ରୋଗ ନିର୍ଣ୍ଣୟ ହେବା ବେଳକୁ ଅନ୍ୟ ଅଙ୍ଗମାନଙ୍କୁ ବ୍ୟାପିଯାଇଥାଏ ।
ମନୋଜ ଦାସ ( ୨୭ ଫେବୃଆରୀ ୧୯୩୪ - ୨୭ ଅପ୍ରେଲ ୨୦୨୧) ଓଡ଼ିଆ ଓ ଇଂରାଜୀ ଭାଷାର ଜଣେ ଗାଳ୍ପିକ ଓ ଔପନ୍ୟାସିକ ଥିଲେ । ସେ ଶିଶୁ ସାହିତ୍ୟ, ଭ୍ରମଣ କାହାଣୀ, କବିତା, ପ୍ରବନ୍ଧ ଆଦି ସାହିତ୍ୟ ମଧ୍ୟ ରଚନା କରିଥିଲେ । ସେ ଭାରତ ସରକାରଙ୍କଠାରୁ ସେ ୨୦୦୧ ମସିହାରେ ପଦ୍ମଶ୍ରୀ ଓ ୨୦୨୦ ମସିହାରେ ପଦ୍ମ ଭୂଷଣ ପାଇବା ସହ ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ଡକ୍ଟରେଟ୍ ଉପାଧି, ସରସ୍ୱତୀ ସମ୍ମାନ, ଓଡ଼ିଶା ସାହିତ୍ୟ ଏକାଡେମୀରୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ଏବଂ ସାହିତ୍ୟ ଏକାଡେମୀ ଫେଲୋସିପ ପାଇଥିଲେ । ସେ ଟାଇମସ ଅଫ ଇଣ୍ଡିଆ, ହିନ୍ଦୁସ୍ଥାନ ଟାଇମସ, ଦି ହିନ୍ଦୁ, ଷ୍ଟେଟ୍ସମ୍ୟାନ ଆଦି ଅନେକ ଦୈନିକ ଖବରକାଗଜରେ ଲେଖାମାନ ଲେଖିଥିଲେ ।
ମୋହନଦାସ କରମଚାନ୍ଦ ଗାନ୍ଧୀ (୨ ଅକ୍ଟୋବର ୧୮୬୯ - ୩୦ ଜାନୁଆରୀ ୧୯୪୮) ଜଣେ ଭାରତୀୟ ଆଇନଜୀବୀ, ଉପନିବେଶ ବିରୋଧୀ ଜାତୀୟତାବାଦୀ ଏବଂ ରାଜନୈତିକ ନୈତିକତାବାଦୀ ଥିଲେ ଯିଏ ବ୍ରିଟିଶ ଶାସନରୁ ଭାରତର ସ୍ୱାଧୀନତା ପାଇଁ ସଫଳ ଅଭିଯାନର ନେତୃତ୍ୱ ନେବା ପାଇଁ ଅହିଂସାତ୍ମକ ପ୍ରତିରୋଧ ପ୍ରୟୋଗ କରିଥିଲେ । ସେ ସମଗ୍ର ବିଶ୍ୱରେ ନାଗରିକ ଅଧିକାର ଏବଂ ସ୍ୱାଧୀନତା ପାଇଁ ଆନ୍ଦୋଳନକୁ ପ୍ରେରଣା ଦେଇଥିଲେ । ୧୯୧୪ ମସିହାରେ ଦକ୍ଷିଣ ଆଫ୍ରିକାରେ ପ୍ରଥମେ ତାଙ୍କୁ ସମ୍ମାନଜନକଭାବେ ଡକା ଯାଇଥିବା ମହତ୍ମା (ସଂସ୍କୃତ 'ମହାନ, ସମ୍ମାନଜନକ') ଏବେ ସମଗ୍ର ବିଶ୍ୱରେ ବ୍ୟବହୃତ ହେଉଛି।
ଓଡ଼ିଆ ସାହିତ୍ୟର ଇତିହାସ ଓଡ଼ିଆ ଭାଷା ସାହିତ୍ୟରେ ସଙ୍ଘଟିତ ଘଟଣାବଳି ବିଶେଷକରି ସାହିତ୍ୟରେ ନାନାଦି ବିଭାବରେ ସମୟାନୁସାରେ ହୋଇଥିବା ପରିବର୍ତ୍ତନକୁ ବୁଝାଇଥାଏ । ଲିଖନ କ୍ଷେତ୍ରରେ ଅନେକ ସାହିତ୍ୟିକ ଓ ସମାଲୋଚକ ଅନେକ ଉଦ୍ୟମ ମାନ କରିଅଛନ୍ତି । ଏଠି ମଧ୍ୟରୁ ପଣ୍ଡିତ ବିନାୟକ ମିଶ୍ରଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ପଣ୍ଡିତ ନୀଳକଣ୍ଠ ଦାସଙ୍କ ଓଡ଼ିଆ ସାହିତ୍ୟର କ୍ରମପରିଣାମ, ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶଙ୍କ ଓଡ଼ିଆ ସାହିତ୍ୟର ଇତିହାସ, ସୁରେନ୍ଦ୍ର ମହାନ୍ତିଙ୍କ ଆଦିପର୍ବ ଓ ମଧ୍ୟପର୍ବ, ଡ. ମାୟାଧର ମାନସିଂହଙ୍କ ଲିଖିତ ଓଡ଼ିଆ ସାହିତ୍ୟର ଇତିହାସ ତଥା ଡ. ନଟବର ସାମନ୍ତରାୟ, ଡ.
ହେପାଟାଇଟିସ ବି ଏକ ସଂକ୍ରାମକ ରୋଗ ଯାହା ହେପାଟାଇଟିସ ବି ଭୂତାଣୁଦ୍ୱାରା ହୁଏ ଓ ଏହା ଯକୃତକୁ ଆକ୍ରମଣ କରି ପ୍ରଦାହ ସୃଷ୍ଟି କରେ । ଏହା ଉଭୟ ତ୍ୱରିତ ଓ ଦୀର୍ଘସ୍ଥାୟୀ ରୋଗ କରେଇ ପାରେ । ସଂକ୍ରମଣ ପ୍ରାରମ୍ଭରେ ଏନେକ ଲୋକଙ୍କଠାରେ କୌଣସି ଲକ୍ଷଣ ଦେଖାଯାଏ ନାହିଁ । କେତେକ ରୋଗୀ ଶୀଘ୍ର ରୋଗା ଅନୁଭବ କରି ବାନ୍ତି କରନ୍ତି, ଚମ ହଳଦିଆ ଦେଖାଯାଏ, ଥକ୍କା ଲାଗେ, ଗାଢ଼ ପରିସ୍ରା ହୁଏ ଓ ପେଟ ଯନ୍ତ୍ରଣା ହୁଏ । ଅଧିକାଂଶ ସମୟରେ ରୋଗ କିଛି ସପ୍ତାହ ପର୍ୟ୍ୟନ୍ତ ରହେ, କ୍ୱଚିତ୍ ଏହି ସମୟରେ ମୃତ୍ୟୁ ହୁଏ । ସଂକ୍ରମଣର ୩୦ରୁ ୧୮୦ ଦିନ ମଧ୍ୟରେ ଲକ୍ଷଣ ପ୍ରକାଶ ପାଏ । ଜନ୍ମ ସମୟରେ ସଂକ୍ରମିତ ହେଲେ ୯୦ % କେଶ୍ରେ ଦୀର୍ଘସ୍ଥାୟୀ ହେପାଟାଇଟିସ ବି ରୋଗ ହୁଏ କିନ୍ତୁ ୫ ବର୍ଷ ବୟସ ପରେ ସଂକ୍ରମିତ ହେଲେ ୧୦ %ରୁ କମ୍ ଲୋକଙ୍କର ଏ ଭଳି ହୁଏ । ଅଧିକାଂଶ ଦୀର୍ଘସ୍ଥାୟୀ ରୋଗୀ ଲକ୍ଷଣହୀନ ଥାଆନ୍ତି, କିନତୁ ସିରୋସିସ୍ ଓ ଯକୃତ କର୍କଟ ଅବଶେଷରେ ହୁଏ । ଏହି ଜଟିଳତା ଯୋଗୁ ୧୫ରୁ ୨୫ % ଲୋକ ମୃତ୍ୟୁ ମୁଖରେ ପତିତ ହୁଅନ୍ତି ।
ସିରୋସିସ୍ ଏକ ପ୍ରକାର ରୋଗ ଯେଉଁଥିରେ ଦୀର୍ଘକାଳୀନ କ୍ଷତି ଯୋଗୁ ଯକୃତ ଭଲ ରୂପେ କାର୍ଯ୍ୟ କରିପାରେ ନାହିଁ । ସ୍ୱାଭାବିକ ଭାବରେ ରୋଗ ବର୍ଷ ବର୍ଷ ଧରି ଧୀରେ ବଢ଼ିଚାଲେ । ରୋଗ ଆରମ୍ଭରେ କୋଣସି ଲକ୍ଷଣ ପ୍ରକାଶ ପାଏନାହିଁ । ରୋଗ ଖରାପ ଦିଗକୁ ଗତି କଲେ ଦୁର୍ବଳ ଲାଗେ, ଗଲୁ କରେ, ଗୋଡ଼ ନିମ୍ନଭାଗ ଫୁଲିଯାଏ, ଚମ ହଳଦିଆ ହୁଏ, ସହଜରେ କ୍ଷତ ହୁଏ, ପେଟରେ ତରଳ ପଦାର୍ଥ ଜମିଯାଏ ଓ ପେଟ ବୁଢ଼ିଆଣି ବସା ପରି ଶିରାଳ ଦେଖାଯାଏ । ପେଟରେ ଜମିଥିବା ତରଳ ପଦାର୍ଥ ସ୍ୱତଃ ସଂକ୍ରମିତ ହୋଇଯାଇପାରେ । ଅନ୍ୟ ଜଟିଳତା ମଧ୍ୟରେ ହେପାଟିକ ଏନକେଫାଲୋପାଥି, ଏସୋଫେଗସରେ ଥିବା ସ୍ଫିତ ରକ୍ତନଳୀରୁ ରକ୍ତସ୍ରାବ ଓ କର୍କଟ ରୋଗ ହୋଇପାରେ । ହେପାଟିକ ଏନକେଫାଲୋପାଥି ହେଲେ ମାନସିକ ଦ୍ୱନ୍ଦ ହୁଏ ଓ ମୂର୍ଚ୍ଛା ହେବା ସମ୍ଭାବନା ରହେ ।
ହିରୋଇନ (ଇଂରାଜୀ ଭାଷାରେ Heroin ଅନ୍ୟ ନାମ diamorphine, ଏକ ଓପିଅଏଡ (opioid) ଯାହା ଏକ ଆନନ୍ଦବର୍ଦ୍ଧକ ଗୁଣ ଯୋଗୁ ଏକ ମନୋରଞ୍ଜନକାରୀ ଔଷଧ (recreational drug) ରୂପେ ବ୍ୟବହାର କରାଯାଏ । ଡାକ୍ତରୀ ଚିକିତ୍ସାରେ ଏହା ଏକ କଷ୍ଟ ନିବାରକ ଔଷଧ ଓ ଦୀର୍ଘକାଳୀନ ଓପିଅଏଡ ପ୍ରତିସ୍ଥାପନ ଥେରାପିରେ କାଉନସେଲିଙ୍ଗ ସହିତ ବ୍ୟବହାରକାରୀଙ୍କୁ ରକ୍ଷଣାବେକ୍ଷଣ ବା ମେଣ୍ଟେନାନ୍ସ ନିମନ୍ତେ ଦିଆଯାଏ । ହିରୋଇନ ଶିରାଭ୍ୟନ୍ତରରେ (injection into a vein) ଦିଆଯାଏ କିନ୍ତୁ ଏହାର ଧୂମ୍ର ପାନ କରିହୁଏ ବା ଏହାକୁ ଆଘ୍ରାଣ କରିହୁଏ । ଏହା ପ୍ରଭାବ ତୁରନ୍ତ ଆରମ୍ଭ ହୁଏ ଓ କିଛି ଘଣ୍ଟା ପର୍ଯ୍ୟନ୍ତ ରହେ ।
ଲିଙ୍ଗରାଜ ମନ୍ଦିର ଓଡ଼ିଶାର ଭୁବନେଶ୍ୱରରେ ଥିବା ଏକ ପୁରାତନ ଶିବ ମନ୍ଦିର । ଏହା ୧୧ଶ ଶତାବ୍ଦୀରେ ରାଜା ଯଯାତି କେଶରୀଙ୍କ ଦେଇ ନିର୍ମିତ ହୋଇଥିଲା । ଲିଙ୍ଗରାଜ ମନ୍ଦିର କଳିଙ୍ଗ ପଞ୍ଚରଥ ଶୈଳୀରେ ତିଆରି ଭୁବନେଶ୍ୱରର ସବୁଠାରୁ ବଡ଼ ମନ୍ଦିର । ଏହା ଆୟତନ ୫୨୦ ଫୁଟରେ ୪୬୫ ଫୁଟ । ଏହି ମନ୍ଦିରର କାନ୍ଥ ୭ ଫୁଟ ୬ ଇଞ୍ଚ । ବାହାରର ଆଘାତରୁ ବଞ୍ଚାଇବା ପାଇଁ ଏହାର ଭିତର ପାଖ କାନ୍ଥରେ ଏକ ଛାତ ଅଛି ।
ଓଡ଼ିଆ (ଇଂରାଜୀ ଭାଷାରେ Odia /əˈdiːə/ or Oriya /ɒˈriːə/,) ଇଣ୍ଡୋ-ଇଉରୋପୀୟ ଭାଷାଗୋଷ୍ଠୀ ଅନ୍ତର୍ଗତ ଏକ ଇଣ୍ଡୋ-ଆର୍ଯ୍ୟ ଭାରତୀୟ ଭାଷା । ଏହା ଭାରତର ଓଡ଼ିଶାରେ ସର୍ବାଧିକ ବ୍ୟବହୃତ ଓ ମୁଖ୍ୟ ସ୍ଥାନୀୟ ଭାଷା ଏବଂ ୯୧.୮୫% ଲୋକଙ୍କଦ୍ୱାରା କଥିତ । ଓଡ଼ିଶା ସମେତ ଏହା ପଶ୍ଚିମ ବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ର ପ୍ରଦେଶ ଓ ଗୁଜରାଟ (ମୂଳତଃ ସୁରଟ)ରେ କୁହାଯାଇଥାଏ । ଏହା ଓଡ଼ିଶାର ସରକାରୀ ଭାଷା । ଏହା ଭାରତର ସମ୍ବିଧାନ ସ୍ୱିକୃତୀପ୍ରାପ୍ତ ୨୨ଟି ଭାଷା ମଧ୍ୟରୁ ଗୋଟିଏ ଓ ଝାଡ଼ଖଣ୍ଡର ୨ୟ ପ୍ରଶାସନିକ ଭାଷା ।
କଲେରା ମାନବ କ୍ଷୁଦ୍ର ଅନ୍ତନଳୀରେ ଜୀବାଣୁ ଭିବ୍ରିଓ କଲେରିର କେତେକ ପ୍ରଜାତିଦ୍ୱାରା ହେଉଥିବା ରୋଗର ନାମ । ଓଡ଼ିଆରେ ଏହାକୁ ବିସୂଚିକା, ଓଲାଉଠା, ମହାମାରୀ ଓ ହଇଜା ନାମ ମଧ୍ୟ ଦିଆଯାଇଛି । ଏହାର ଲକ୍ଷଣ: ସାମାନ୍ୟରୁ ଗମ୍ଭୀର ଧରଣର ହୋଇପାରେ, କିଛି ବି ନ ହୋଇପାରେ । ସ୍ୱାଭାବିକ ଲକ୍ଷଣ ମଧ୍ୟରେ ବହୁତ ପରିମାଣର ପାଣିଭଳି ତରଳ ଝାଡ଼ା କିଛି ଦିନ ହୁଏ । ବାନ୍ତି ଓ ମାଂସପେଶୀ କ୍ରାମ୍ପ ହୋଇପାରେ । ଅତ୍ୟଧିକ ତରଳ ଝାଡ଼ା ହେଲେ କିଛି ଘଣ୍ଟା ମଧ୍ୟରେ ଗମ୍ଭୀର ନିର୍ଜଳନ ଓ ଇଲେକ୍ଟ୍ରୋଲାଇଟ ଅସନ୍ତୁଳନ ହୁଏ । ଏହାଦ୍ୱାରା ଆଖି କୋଟରଗତ ହୁଏ, ଚର୍ମ ଥଣ୍ଡା ହୁଏ ତଥା ଇଲାସ୍ଟିସିଟି କମିଯାଏ ଏବଂ ହାତ ଓ ପାଦର ଚର୍ମ କୁଞ୍ଚିତ ହୋଇଯାଏ । ନିର୍ଜଳନ ଯୋଗୁ ଚର୍ମ ନୀଳ ହୋଇଯାଏ ଯାହାକୁ ସ୍ୟାନୋସିସ (cyanosis) କୁହାଯାଏ । ଜୀବାଣୁ ପ୍ରବେଶ ପରଠାରୁ ୨ ଘଣ୍ଟାରୁ ୫ ଦିନ ମଧ୍ୟରେ ଲକ୍ଷଣ ପ୍ରକାଶ ପାଏ । ଅନେକ ପ୍ରକାର ଭିବ୍ରିଓ କଲେରି ଜୀବାଣୁର ପ୍ରଜାତିଦ୍ୱାରା କଲେରା ରୋଗ ହୁଏ; କେତେକ ପ୍ରଜାତି ଅନ୍ୟ ପ୍ରଜାତି ଅପେକ୍ଷା ଗମ୍ଭୀର ଧରଣର ରୋଗ କରନ୍ତି । ଅଧିକାଂଶ କ୍ଷେତ୍ରରେ ଜଳ ଓ ଖାଦ୍ୟରେ ଜୀବାଣୁ ମିଶ୍ରିତ ମଳ ଅପମିଶ୍ରିତ ଥିଲେ ଏହି ରୋଗ ବ୍ୟାପେ । ଉତ୍ତମରୁପେ ରନ୍ଧାଯାଇନଥିବା ସାମୁଦ୍ରିକ ଖାଦ୍ୟ ଏହି ରୋଗର ସାଧାରଣ ଉତ୍ସ । ମାନବ ଏକମାତ୍ର ପ୍ରାଣୀ ଯାହାକୁ ଏହି ରୋଗ ହୁଏ । ଅପରିଚ୍ଛନତା, ଅଶୁଦ୍ଧ ପାନୀୟ ଜଳ ଓ ଦାରିଦ୍ର୍ୟ ଯୋଗୁ ଏହି ରୋଗ ସଙ୍କଟ ସୃଷ୍ଟି ହୁଏ । ମଳ ପରୀକ୍ଷା କରି ଏହି ରୋଗ ନିର୍ଣ୍ଣୟ କରାଯାଏ । ଶୀଘ୍ର ନିର୍ଣ୍ଣୟ ନିମନ୍ତେ ଡିପସ୍ଟକ ପରୀକ୍ଷା ମିଳୁଛି କିନ୍ତୁ ଏହା ସଠିକ ନୁହେଁ । ଉନ୍ନତ ପରିଚ୍ଛନ୍ନତା ଓ ବିଶୁଦ୍ଧ ଜଳ ଯୋଗାଣଦ୍ୱାରା ଏହି ରୋଗ ପ୍ରତିରୋଧ କରାଯାଇପାରିବ । କଲେରା ଟିକା ପାଟିରେ ଦିଆହୋଇଥିଲେ ପ୍ରାୟ ୬ମାସ ଧରି ସୁରକ୍ଷା ଦିଏ । ଏହାଦ୍ୱାରା ତରଳ ଝାଡ଼ା କରାଉଥିବା ଅନ୍ୟ ଏକ ଜୀବାଣୁ ଇ.
ବିଅର ପୃଥିବୀର ସବୁଠାରୁ ଅଧିକ ପିଆଯାଉଥିବା, ଓ ସବୁଠାରୁ ପୁରାତନ ସୁରାସାର ଜାତୀୟ ପାନୀୟ; ପିଇବା ପାଣି ଓ ଚା' ପରେ ଏହା ୩ୟ ସବୁଠାରୁ ଜଣାଶୁଣା ପାନୀୟ । ଏହା ଶର୍କରାର ବ୍ରୁଇଙ୍ଗ ଓ ଫରମେଣ୍ଟେସନ ପ୍ରକ୍ରିୟାକାରଣରୁ ବାହାରି ଥାଏ, ଏହା ମଲ୍ଟ ଶସ୍ୟ ଯଥା, ଯଅ, ଗହମରୁ ବାହାରି ଥାଏ । ଶର୍କରା ଭାବରେ ଦାମ କମ ଥିବାରୁ ମକା ଓ ଚାଉଳ ସାଧାରଣତ ଏହା ସହିତ ମିଶାଯାଇଥାଏ । ଅଧିକାଂଶ ବିଅର ହୋପରେ ମିଶାଯାଇଥାଏ, ଯାହା ବିଅରରେ ପିତା ସୁଆଦ ଦେଇଥାଏ ଓ ଏକ ପ୍ରାକୃତିକ ସଂରକ୍ଷଣ ପାଇଁ ସାହାଯ୍ୟ କରିଥାଏ । ମାନବ ଜଗତର ସବୁଠାରୁ ପୁରାତନ ରଚନାରେ ବିଅରର ଉତ୍ପାଦନ ଓ ବଣ୍ଟନ ବାବଦରେ ବଖଣାଯାଇଛି:
'ଗୋଆ' ଭାରତର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ ଏକ ରାଜ୍ୟ । କ୍ଷେତ୍ରଫଳ ହିସାବରେ ଏହା ଭାରତର କ୍ଷୁଦ୍ରତମ ତଥା ଜନସଂଖ୍ୟା ହିସାବରେ ଏହା ଭାରତର ଚତୁର୍ଥ କ୍ଷୁଦ୍ର ରାଜ୍ୟ । ଆରବ ସାଗର କୁଳରେ ଥିବା ଏହି ରାଜ୍ୟକୁ ଉତ୍ତରଦିଗରେ ମହାରାଷ୍ଟ୍ର, ପୂର୍ବ ଓ ଦକ୍ଷିଣ ଦିଗରେ କର୍ଣ୍ଣାଟକ ଘେରି ରହିଛି । ଗୋଆ ଭାରତର ସବୁଠାରୁ ଧନୀ ରାଜ୍ୟ । ସମସ୍ତ ଭାରତୀୟ ରାଜ୍ୟ ମଧ୍ୟରେ ଗୋଆ ମୁଣ୍ଡପିଛା ସର୍ବାଧିକ ଜିଡିପି ରହିଛି । ଏହାର ମୋଟ ଘରୋଇ ଉତ୍ପାଦ (ଜି. ଡ଼ି. ପି.) ଦେଶର ଜି.
ମାନବ ଇମ୍ମ୍ୟୁନାଭାବ ଭୁତାଣୁ ସଂକ୍ରମଣ ଓ ଅର୍ଜିତ ଇମ୍ମ୍ୟୁନାଭାବ ସିଣ୍ଡ୍ରୋମ (HIV and AIDS) ଏକ ବିସ୍ତୃତ ଶ୍ରେଣୀର ଭୁତାଣୁ ଜନିତ ସଂକ୍ରମଣ ଯାହା ମାନବ ଇମ୍ମ୍ୟୁନାଭାବ ଭୁତାଣୁଦ୍ୱାରା ହୁଏ । ରୋଗ ଆରମ୍ଭ ସମୟରେ ଲକ୍ଷଣ ଜଣାଯାଇ ନ ପାରେ ବା ସାମାନ୍ୟ ଇନ୍ଫ୍ଲୁଏଞ୍ଜା ରୋଗ ଭଳି ଲକ୍ଷଣ ପ୍ରକାଶ ପାଏ । ଏହା ପଶ୍ଚାତ ବହୁତ ଦିନ ଧରି କୌଣସି ଲକ୍ଷଣ ଦେଖାଯାଏ ନାହିଁ । ସମୟକ୍ରମେ ଇମ୍ମ୍ୟୁନିଟି ବିଭାଗକୁ ଦୁର୍ବଳ କରିଦେବା ଫଳରେ ଯକ୍ଷ୍ମା ତଥା ଅନ୍ୟାନ୍ୟ ସଂକ୍ରମଣ ଓ ଅର୍ବୁଦ ଦେଖାଯାଏ ଯାହା ଇମ୍ମ୍ୟୁନିଟି ଥିବା ଲୋକଙ୍କଠାରେ ଦେଖାଯାଏ ନାହିଁ । ବିଳମ୍ବିତ ଲକ୍ଷଣ ବାହାରିଲେ ଏଡସ୍ କୁହାଯାଏ । ଏହି ସମୟରେ ଓଜନ ହ୍ରାସ ହୁଏ ।
ଟାଇଫଏଡ ଜ୍ୱର ବା ଟାଇଫଏଡ ବା ଆନ୍ତ୍ରିକ ଜ୍ୱର ବା ଅନ୍ତ୍ର ଜ୍ୱର ଭାବରେ ପରିଚିତ, (ଇଂରାଜୀରେ Typhoid fever, ବା typhoid), ସାଲମୋନେଲା ଟାଇଫି ନାମକ ଜୀବାଣୁ ସଂକ୍ରମଣଦ୍ୱାରା ହୁଏ । ଏହି ରୋଗ ଅନ୍ୟ ରୋଗୀ ସଂସ୍ପର୍ଶର ଆସିବାର ୬ରୁ ୩୦ ଦିନ ପରେ ଆରମ୍ଭ ହୁଏ ଓ ମଧ୍ୟମ ବା ଗମ୍ଭୀର ଧରଣର ହୋଇପାରେ । ଏହି ଜ୍ୱର କିଛି ଦିନ ଧରି ହୁଏ ଓ ଧୀରେ ଧୀରେ ବଢ଼ିଚାଲେ । ଏହି ରୋଗରେ ସାଧାରଣତଃ ଦୁର୍ବଳ ଲାଗେ, ପେଟରେ କଷ୍ଟ ହୁଏ, କୋଷ୍ଠକାଠିନ୍ୟ ଓ ମୁଣ୍ଡବଥା ହୁଏ । ତରଳ ଝାଡ଼ା ଓ ବାନ୍ତି ସାଧାରଣତଃ ହୁଏ । କେତେକ ଲୋକଙ୍କର ଚର୍ମରେ ଗୋଲାପୀ ରାସ ଦେଖାଯାଏ । ରୋଗ ଗମ୍ଭୀର ହେଲେ ବିଚଳିତ ହେବା ଦେଖାଯାଏ । ଚିକିତ୍ସିତ ନ ହେଲେ ସପ୍ତାହ ସପ୍ତାହ ଓ ମାସ ମାସ ଧରି ରୋଗ ଲାଗିରହେ । କେତେକ ଲୋକ ଦେହରେ ଜୀବାଣୁ ଥାଏ କିନ୍ତୁ ସେମାନଙ୍କୁ ରୋଗ ହୁଏ ନାହିଁ; ସେମାନଙ୍କୁ କ୍ୟାରିଅର କୁହାଯାଏ ଓ ତାଙ୍କର ଅନ୍ୟକୁ ସଂକ୍ରମିତ କରିବା ଶକ୍ତି ଥାଏ । ପାରାଟାଇଫଏଡ ଜ୍ୱର ଭଳି ଟାଇଫଏଡ ଜ୍ୱର ଏକ ପ୍ରକାର ଆନ୍ତ୍ରିକ ଜ୍ୱର ।
କଟି ଯନ୍ତ୍ରଣା ବା ନିମ୍ନ ପିଠି ଯନ୍ତ୍ରଣା (ଏଲବିପି) ଏକ ସାଧାରଣ ମାଂସପେଶୀକଙ୍କାଳ ବେମାରୀ ଯାହା ପିଠିର ମାଂସପେଶୀ, ସ୍ନାୟୁ ଓ ଅସ୍ଥିରେ ହୁଏ । ଏଥିରେ ସାଧାରଣ ଧରଣର ଯନ୍ତ୍ରଣା ହୁଏ କିନ୍ତୁ ସର୍ବଦା ଚାଲୁରହେ ବା ହଠାତ୍ ତୀବ୍ର ଅନୁଭବ ହୁଏ । ଯନ୍ତ୍ରଣା ସମୟ ଅନୁସାରେ ଏହି ରୋଗକୁ ୩ ଶ୍ରେଣୀରେ ବିଭକ୍ତ କରାଯାଏ ଯଥା:- ଆକ୍ୟୁଟ ବା ତୀବ୍ର (୬ ସପ୍ତାହରୁ କମ୍), ସବ-କ୍ରନିକ (୬ରୁ ୧୨ ସପ୍ତାହ) ଓ କ୍ରନିକ ବା ଦୀର୍ଘକାଳୀନ (୧୨ ସପ୍ତାହରୁ ଅଧିକ) । ଅନ୍ତର୍ନିହିତ କାରଣ ଅନୁସାରେ ଏହାକୁ ମେକାନିକାଲ, ନନ୍ମେକାନିକାଲ ଓ ରେଫର୍ଡ୍ ଯନ୍ତ୍ରଣା କୁହାଯାଏ । ନିମ୍ନ ପିଠି ଯନ୍ତ୍ରଣା ପ୍ରାୟ କିଛି ସପ୍ତାହ ମଧ୍ୟରେ କମିଯାଏ; ୪୦ରୁ ୯୦% ଲୋକ ୬ ସପ୍ତାହ ମଧ୍ୟରେ ସମ୍ପୁର୍ଣ୍ଣ ଭଲ ହୋଇଯାଆନ୍ତି ।
ଭାରତୀୟ ସଂସ୍କୃତି ଭାରତୀୟ ଉପମହାଦେଶରୁ ଉତ୍ପନ୍ନ କିମ୍ବା ଏହା ସହ ଜଡ଼ିତ ସାମାଜିକ ମାନଦଣ୍ଡ, ନୈତିକ ମୂଲ୍ୟବୋଧ, ପାରମ୍ପାରିକ ରୀତିନୀତି, ବିଶ୍ୱାସ ବ୍ୟବସ୍ଥା, ରାଜନୈତିକ ବ୍ୟବସ୍ଥା, କଳାକୃତି ଏବଂ ପ୍ରଯୁକ୍ତିବିଦ୍ୟାର ଐତିହ୍ୟ । ଏହି ନାମ ଭାରତ ବାହାରେ ଥିବା, ବିଶେଷ କରି ଦକ୍ଷିଣ ଏସିଆ ଏବଂ ଦକ୍ଷିଣ ପୂର୍ବ ଏସିଆର ଦେଶ ଏବଂ ସଂସ୍କୃତିସମୂହ ଭାରତର ଇତିହାସ, ବିସ୍ଥାପନ, ଉପନିବେଶ କିମ୍ବା ପ୍ରଭାବଦ୍ୱାରା ଭାରତ ସହିତ ଦୃଢ଼ ଭାବରେ ଜଡ଼ିତ ହୋଇଥିଲେ ସେସବୁ ଦେଶ ଓ ସଂସ୍କୃତିସବୁ ପାଇଁ ମଧ୍ୟ ପ୍ରଯୁଜ୍ୟ । ଭାରତ ମଧ୍ୟରେ ଭାଷା, ଧର୍ମ, ନୃତ୍ୟ, ସଙ୍ଗୀତ, ସ୍ଥାପତ୍ୟ, ଖାଦ୍ୟ ଏବଂ ରୀତିନୀତି ସ୍ଥାନ ଭିତ୍ତିରେ ଭିନ୍ନ ।
ଅଧକପାଳି ([migraine; ମିଗ୍ରେନ /ମାଇଗ୍ରେନ ] Error: {{Lang-xx}}: text has italic markup (help)) ଏକ ପ୍ରାଥମିକ ମୁଣ୍ଡବଥା ବେମାରୀ ଯେଉଁଥିରେ ବାରମ୍ବାର ମଧ୍ୟମ ବା ତୀବ୍ର ମୁଣ୍ଡବଥା ହୁଏ ଓ ତାହା ସହିତ ଅଟୋନୋମିକ ନର୍ଭସ ସିଷ୍ଟମ ଲକ୍ଷଣ ପ୍ରକାଶ ପାଇଥାଏ । ଏହି ମିଗ୍ରେନ/ମାଇଗ୍ରେନ (migraine) ଶବ୍ଦ ଏକ ଗ୍ରୀକ ଶବ୍ଦରୁ (Greek ଶବ୍ଦ ἡμικρανία (hemikrania)ର ଅର୍ଥ "ମୁଣ୍ଡର ଗୋଟିଏ ପାଖରେ ଯନ୍ତ୍ରଣା"; ἡμι- (hemi-), "ଅଧା", ଓ κρανίον (kranion), "ଖପୁରି" ନିଆହୋଇଛି । ମୁଣ୍ଡର ଗୋଟିଏ ପାଖରେ ମୁଣ୍ଡବଥା ଧକ୍ ଧକ୍ ହୋଇ ହୁଏ ଓ ପ୍ରାୟ ୭୨ଘଣ୍ଟା ପର୍ଯ୍ୟନ୍ତ ରହେ । ଏହା ସହ ଓକାଳ, ବାନ୍ତି ତଥା ଆଲୋକ, ଶବ୍ଦ କିମ୍ବା ଘ୍ରାଣ ଶକ୍ତି ଅଧିକ ସମ୍ବେଦୀ ହୁଏ ଓ ଶାରୀରିକ କର୍ମ କଲେ ଅଧିକ କଷ୍ଟ ହୁଏ । ଶାରୀରିକ ପରିଶ୍ରମ କଲେ ଏହି ରୋଗ ବଢ଼ିଯାଏ । ଏକ ତୃତୀୟାଂଶ ଲୋକଙ୍କର ଅରା ବା ଦୃଷ୍ଟି ସମସ୍ୟା ହୁଏ ଯାହାଦ୍ୱାରା ଆଗକୁ ଅଧକପାଳି ଆସିବା ସଙ୍କେତ ଦିଏ । ଅରାରେ ଦୃଷ୍ଟି ଭିତ୍ତିକ, ସେନ୍ସରୀ, ମୋଟର ବା ଭାଷା (Language) ଗୋଳମାଳ ହୁଏ । ଅରା ପରେ କ୍ୱଚିତ ମୁଣ୍ଡବଥା ହୁଏ ନାହିଁ । ପରିସ୍ଥିତି ଓ ଜେନେଟିକର ମିଶ୍ରିତ ପ୍ରଭାବ ଯୋଗୁ ଅଧକପାଳି ହେବା ବିଶ୍ୱାସ କରାଯାଏ । ଦୁଇ ତୃତୀୟାଂଶ ରୋଗୀଙ୍କର ବଂଶରେ ଏହି ରୋଗ ଥାଏ । ହରମୋନ ସ୍ତରର ପରିବର୍ତ୍ତନ ଯୋଗୁ ଏହା ହୋଇପାରେ ଯେହେତୁ ପୂର୍ଣ୍ଣାବୟବ ହେବା ପୂର୍ବରୁ ପୁଅମାନଙ୍କର କିନ୍ତୁ ପରେ ପୁରୁଷଙ୍କ ଅପେକ୍ଷା ମହିଳା ସଂଖ୍ୟା ୩ ଗୁଣ ହୁଏ । ଗର୍ଭାବସ୍ଥାରେ ଅଧକପାଳି କମିଯାଏ । ଗର୍ଭାବସ୍ଥାରେ ଏହି ସଙ୍କଟ କମିଯାଏ । ଏହି ରୋଗ କେଉଁ ଉପାୟରେ ହୁଏ ତାହା ଜଣାନାହିଁ । ତେବେ ଏହା ଏକ ସ୍ନାୟୁ-ରକ୍ତନଳୀ ସମ୍ବନ୍ଧୀୟ ରୋଗ । ପ୍ରାଥମିକ ଥିଓରି ଅନୁସାରେ ସେରେବ୍ରାଲ କର୍ଟେକ୍ସ ଅତ୍ୟଧିକ ଉତ୍ତେଜିତ ହୋଇ ବ୍ରେନଷ୍ଟେମର ଟ୍ରାଇଜେମିନାଲ ନ୍ୟୁକ୍ଳିଅସରେ ଥିବା ସ୍ନାୟୁ ଉପରେ ଅସାଧାରଣ ପ୍ରତିକ୍ରିୟା କରାଏ । ସର୍ବ ପ୍ରଥମେ ମୁଣ୍ଡବଥା ନିମନ୍ତେ ଆଇବୁପ୍ରୋଫେନ ଓ ପାରାସେଟାମୋଲ ଭଳି ସାଧାରଣ ପିଡ଼ାନାଶକ ଔଷଧ ଦିଆଯାଏ, ବାନ୍ତି ନ ହେବା ଔଷଧ ଦେଲେ ଓକାଳ କମ ହୁଏ ଓ ଟ୍ରିଗର ନ ଗେବା ଚେଷ୍ଟା କରାଯାଏ । ସାଧାରଣ ପିଡ଼ାନାଶକ ଦେଇ ଭଲ ନ ହେଲେ ଟ୍ରିପ୍ଟାନ କିମ୍ବା ଏରଗୋଟାମିନ ବା ଦିଆଯାଇପାରେ । ଜଣ ସଂଖ୍ୟାର ୧୫ % ଲୋକ ଜୀବନରେ କେବେ ନା କେବେ ଏହି ରୋଗ ଭୋଗ କରନ୍ତି । ଏହା ସହିତ କେଫିନ୍ ଯୋଗ କରିଦିଆଯାଇ ପାରେ । ଏହାର ପ୍ରତିଷେଧ ନିମନ୍ତେ ଅନେକ ଔଷଧ ମିଳୁଛି ଯଥା:- ମେଟୋପ୍ରୋଲୋଲ, ଭାଲପ୍ରୋଏଟ ଓ ଟୋପିରାମେଟ । ସାରା ପୃଥିବୀର ଜନସଂଖ୍ୟାର ପ୍ରାୟ ୧୫% ଲୋକଙ୍କୁ ଅଧକପାଳି ରୋଗ ହୁଏ । ଏହି ରୋଗ ଅଧିକାଂଶ କେଶ୍ରେ ଯୁବକ୍ରାନ୍ତି ବା ପ୍ୟୁବର୍ଟି ବେଳେ ହୁଏ । କେତେକ ମହିଳାଙ୍କର ଋତୁବନ୍ଦ ସମୟଠାରୁ ରୋଗ କମିଯାଏ । ପୁରାତନ ମିଶରରେ ଖ୍ରୀ:ପୂ: ୧୫୦୦ରେ ଏବର୍ସ ପାପିରସ୍ରେ କେତେକ ବେମାରୀ ବର୍ଣ୍ଣନା ଏହି ରୋଗ ସାଥୀରେ ମେଳ ଖାଉଛି । ମିଗ୍ରେନ ଶବ୍ଦଟି ଗ୍ରୀକ ଶବ୍ଦ ἡμικρανία (hemikrania)ରୁ ନିଆଯାଇଛି ଯାହାର ଅର୍ଥ, "ମୁଣ୍ଡର ଗୋଟିଏ ପଟରେ ଯନ୍ତ୍ରଣା", ଓ ἡμι- (hemi-)ର ଅର୍ଥ "ଅଧା" ଓ κρανίον (kranion)ର ଅର୍ଥ "ଖପୁରି".
ନିତମ୍ବ ସ୍ଥାନଚ୍ୟୁତି (ଇଂରାଜୀ ଭାଷାରେ hip dislocation) ବା ହିପ ଡିସଲୋକେସନ ନାମ ଦିଆଯାଏ ଯେତେବେଳେ ଫିମର (femur) ଓ ପେଲଭିସ (pelvis) ମଧ୍ୟରେ ଥିବା ହିପ ଗଣ୍ଠି ସ୍ଥାନଚ୍ୟୁତ ବା ଡିସଲୋକେଟେଡ (comes out of) ହୁଏ । ଏହି ଗଣ୍ଠିରେ କପ ଆକାରରେ ଥିବା ପେଲଭିସର ଆସେଟାବୁଲମ (acetabulum) ମଧ୍ୟରେ ସ୍ଥାନିତ ହୋଇଥିବା ବଲ ଆକାରର ଫିମରର ମୁଣ୍ଡ ସ୍ୱସ୍ଥାନରୁ ବାହାରିଯାଏ । ଏହି ଡିସଲୋକେସନ ହେଲେ ଯନ୍ତ୍ରଣା ଓ ଗଣ୍ଠି ଚଳନରେ ସମସ୍ୟା ହୁଏ । ଆଘାତ ଅଧିକ ଥିଲେ ଆଭାସ୍କୁଲାର ନେକ୍ରୋସିସ ଅଫ ଦି ହିପ (Avascular necrosis of the hip, ସିଆଟିକ ସ୍ନାୟୁ ଆଘାତ (sciatic nerve) ଓ ଆର୍ଥ୍ରାଇଟିସ arthritis ଭଳି ଜଟିଳ ସମସ୍ୟା ଉତ୍ପନ୍ନ ହୁଏ ।
ନୁସରତ ଜାହାନ ଜୈନ (ଜନ୍ମ ୮ ଜାନୁୟାରୀ ୧୯୯୦) ଜଣେ ଭାରତୀୟ ଚଳଚ୍ଚିତ୍ର ଅଭିନେତ୍ରୀ ଏବଂ ଲୋକ ସଭା ସାଂସଦ । ମୁଖ୍ୟତଃ ସେ ବଙ୍ଗଳା ଚଳଚ୍ଚିତ୍ରରେ କାମ କରିଛନ୍ତି । ସେ ମାର୍ଚ୍ଚ ମାସ ୨୦୧୯ ମସିହାରେ ରାଜନୀତିରେ ପ୍ରବେଶ କରିଥିଲେ । ସେ ୨୦୧୯ ଭାରତୀୟ ଲୋକ ସଭା ନିର୍ବାଚନରେ ବସିରହାତ, ପଶ୍ଚିମବଙ୍ଗ ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ଜୟଯୁକ୍ତ ହୋଇ ୧୭ଶ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।
କର୍କଟ ରୋଗ ଏକ ପ୍ରକାର ଦୃତ ବୃଦ୍ଧି ସମ୍ପନ୍ନ ଅର୍ବୁଦ (ଇଂରାଜୀରେ Malignant tumour) ରୋଗ ଯେଉଁଥିରେ ଜୀବକୋଷମାନଙ୍କର ଅସ୍ୱଭାବିକ ଭାବରେ ଦୃତ ଗତିରେ ବୃଦ୍ଧି ପାଇଥାଏ ଏବଂ କେତେକ କ୍ଷେତ୍ରରେ ଶରୀରର ରୋଗଗ୍ରସ୍ତ ସ୍ଥାନରୁ ପାର୍ଶ୍ୱବର୍ତ୍ତୀ ସ୍ଥାନ ବା ଦୂରବର୍ତ୍ତୀ ସ୍ଥାନକୁ ରୋଗଗ୍ରସ୍ତ କୋଷଗୁଡ଼ିକ ସ୍ଥାନାନ୍ତରିତ ହେବାର ସମ୍ଭାବନା ଥାଏ । ସମସ୍ତ ଅର୍ବୁଦ କର୍କଟ ନୁହେଁ; ମୃଦୁ ଅର୍ବୁଦ (Benign tumour) ରୋଗ ଅଛି ଯାହା ଅନ୍ୟ ସ୍ଥାନକୁ ମାଡ଼ିଯାଏ ନାହିଁ । ପ୍ରଥମରୁ କୌଣସି ଆବୁ ଅନିୟନ୍ତ୍ରିତ ଭାବେ ବୃଦ୍ଧି ହୋଇନଥାଏ କିମ୍ବା ଅନ୍ୟ ପାଖାପାଖି କୋଷମାନଙ୍କୁ ଆକ୍ରାନ୍ତ କରିନଥାଏ । ସମ୍ଭାବ୍ୟ ଲକ୍ଷଣ ଓ ଚିହ୍ନ ମଧ୍ୟରେ ନୂଆ ଆବୁ (Lump), ଅସାଧାରଣ ରକ୍ତସ୍ରାବ, ଲମ୍ବା ସମୟ ଧରି କାଶ, ଅକାରଣ ଓଜନ ହ୍ରାସ ଓ ଖାଦ୍ୟନଳୀ ଚଳନର ପରିବର୍ତ୍ତନ ଦେଖାଯାଏ । ଏହି ସମସ୍ତ ଲକ୍ଷଣ କର୍କଟରେ ଥିଲେ ମଧ୍ୟ ଅନ୍ୟ କାରଣ ଯୋଗୁ ଦେଖାଯାଇପାରେ । ୧୦୦ରୁ ଅଧିକ ପ୍ରକାରର କର୍କଟ ମନୁଷ୍ୟକୁ ଆକ୍ରମଣ କରିପାଏ । କର୍କଟ ରୋଗ ଅନିୟନ୍ତ୍ରିତ ଭାବେ କୋଷ ବୃଦ୍ଧି କରିଥାଏ ଏବଂ ଶରୀରରେ କ୍ଷତିକାରକ ଆବୁ (Tumor) ସୃଷ୍ଟି କରିଥାଏ ।
ସିଙ୍ଗଡ଼ା (ସମୋସା ବା ସାମୂସା ନାମରେ ମଧ୍ୟ ଜଣା) ଏକ ପୁର ଦିଆ ହେଇଥିବା ଓ ତେଲରେ ଛଣାଯାଇଥିବା ଖାଦ୍ୟ । ଏଥିରେ ଭିତରେ ପୁର ସାଧାରଣତଃ ମସଲାଯୁକ୍ତ ଭଜା ହେଇଥିବା ଆଲୁ , ପିଆଜ , ବାଦାମ ଆଦି ସହ ସ୍ଥଳ ବିଶେଷରେ କିମା କରାଯାଇଥିବା ମାଂସ ମଧ୍ୟ ଦିଆଯାଇଥାଏ । ସିଙ୍ଗଡ଼ା ସାଧାରଣତଃ ତ୍ରିକୋଣୀୟ ଆକୃତିର ହେଇଥାଏ । ଚତୁର୍ସ୍କୋଣୀୟ ବା ବହୁ କୋଣୀୟ ସିଙ୍ଗଡ଼ା ମଧ୍ୟ ଦେଖା ଯାଏ । ଭାରତରେ ସାଧାରଣତଃ ନିରାମିଷ ସିଙ୍ଗଡ଼ାର ପ୍ରଚାଳନ ହୁଏ । ଏହି ସିଙ୍ଗଡ଼ାକୁ ବିଭିନ୍ନ ପ୍ରକାର ଚଟଣି ସହ ଖିଆ ଯାଇଥାଏ । ସାରା ଭାରତର ସମସ୍ତ ରାଜ୍ୟ ସହ ଏସିଆର ବିଭିନ୍ନ ଦେଶ ତଥା ପୃଥିବୀର ଅନ୍ୟ ଦେଶମାନଙ୍କରେ ସିଙ୍ଗଡ଼ାର ବିଭିନ୍ନ ପ୍ରକାରଭେଦ ସହ ପ୍ରଚବଥପତଳନ ରହିଛି ।
ଲୋକସଂଖ୍ୟା ଅନୁସାରେ ଏସିଆ ମହାଦେଶ ର ଦେଶ ସମୂହ
ଏହା ଏସିଆ ମହାଦେଶ ଓ ଏସିଆ ସହ ସଂଯୁକ୍ତ ତଥା ନିର୍ଭରଶୀଳ ଅଞ୍ଚଳ ସମୂହର ଲୋକସଂଖ୍ୟା ଅନୁପାତରେ ଏକ ସାରଣୀ
ପୋଲିଓମାୟେଲାଇଟିସ (ଇଂରାଜୀରେ Poliomyelitis, ଅନେକ ସମୟରେ କୁହାଯାଏ ପୋଲିଓ (polio) ବା ଇନ୍ଫାଣ୍ଟାଇଲ୍ ପାରାଲିସିସ୍ ( infantile paralysis), ଏକ ସଂକ୍ରାମକ ରୋଗ ଯାହା ପୋଲିଓଭୁତାଣୁଦ୍ୱାରା ହୁଏ । ଉଲ୍ଲେଖନୀୟ ଏହି ଯେ ପ୍ରାୟ ୯୦ %ରୁ ୯୫ % କେଶ୍ରେ ସଂକ୍ରମଣ ଥାଇ ମଧ୍ୟ ଲକ୍ଷଣ ପ୍ରକାଶ ପାଏନାହିଁ । ବାକି ୫ରୁ ୧୦% ଲୋକ ସମାନ୍ୟ ଲକ୍ଷଣ ଦେଖାନ୍ତି ଯେପରିକି ଜ୍ୱର, ମୁଣ୍ଡବଥା, ବାନ୍ତି, ତରଳ ଝାଡ଼ା, ଦୃଢ଼଼ ବେକ ଓ ହାତ ଗୋଡ଼ରେ ଯନ୍ତ୍ରଣା । ସପ୍ତାହେ ଦୁଇ ସପ୍ତାହ ମଧ୍ୟରେ ଏମାନେ ଠିକ୍ ହୋଇଯାଆନ୍ତି । କେବଳ ୦.୫ % ଲୋକଙ୍କର ମାଂସପେଶୀ ଦୁର୍ବଳତା ହୋଇ ଚଳନ ଅକ୍ଷମ ହୁଅନ୍ତି । ଏହା କିଛି ଘଣ୍ଟାରୁ କିଛି ଦିନ ମଧ୍ୟରେ ହୁଏ । ପେଶୀ ଦୁର୍ବଳତା ଅଧିକାଂଶ ସମୟରେ ଗୋଡ଼ରେ ଦେଖାଯାଏ କିନ୍ତୁ ମୁଣ୍ଡ, ବେକ ଓ ମଧ୍ୟଚ୍ଛଦା ମାଂସପେଶୀ ଏହା ଅପେକ୍ଷା କମ୍ ଦେଖାଯାଏ । ଅନେକ, କିନ୍ତୁ ସମସ୍ତେ ନୁହେଁ, ଆରୋଗ୍ୟ ଲାଭ କରନ୍ତି । ପେଶୀ ଦୁର୍ବଳତା ଥିବା ୨ରୁ ୫ % ପିଲା ଓ ୧୫ରୁ ୩୦ % ବଡ଼ ମଣିଷ ମୃତ୍ୟୁ ବରଣ କରନ୍ତି । ପୁନରୁଦ୍ଧାର ହେବାର ଅନେକ ବର୍ଷ ପରେ ପୋଷ୍ଟ ପୋଲିଓ ସିଣ୍ଡ୍ରୋମ୍ ହୋଇପାରେ ଯାହା ଆରମ୍ଭ ସମୟ ଭଳି ଧୀରେ ଧୀରେ ପରିସ୍ଫୁଟ ହୁଏ ।
ଅବୁଲ ପାକିର ଜୈନୁଲାବୁଦ୍ଦୀନ ଅବଦୁଲ କଲାମ (୧୫ ଅକ୍ଟୋବର ୧୯୩୧- ୨୭ ଜୁଲାଇ ୨୦୧୫), ଭାରତର ୧୧ଶ ରାଷ୍ଟ୍ରପତି ଥିଲେ । କଲାମ ତାମିଲନାଡୁର ରାମେଶ୍ୱରମ୍ରେ ଜନ୍ମଗ୍ରହଣ କରିଥିଲେ । ସେ ତିରୁଚିରପଲ୍ଲୀର ସେଣ୍ଟ ଜୋସେଫ୍ କଲେଜରୁ ପଦାର୍ଥ ବିଜ୍ଞାନ ଓ ଚେନ୍ନାଇର ମାଦ୍ରାସ ଇନ୍ସଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିରୁ ଅନ୍ତରୀକ୍ଷ ଇଂଜିନିୟରିଂରେ ଡିଗ୍ରୀ ହାସଲ କରିଛନ୍ତି । ଦେଶର ରାଷ୍ଟ୍ରପତି ହେବା ପୂର୍ବରୁ ସେ ଡି.ଆର୍.ଡି.ଓ ଏବଂ ଇସ୍ରୋରେ ଅନ୍ତରୀକ୍ଷ ଇଂଜିନିୟର ଥିଲେ । ବାଲିଷ୍ଟିକ ମିଶାଇଲ୍ ଓ ଲଞ୍ଚ ଭେହିକିଲ୍ ପ୍ରଯୁକ୍ତିବିଦ୍ୟାର ଆବିଷ୍କାର ପାଇଁ କଲାମଙ୍କୁ ଭାରତର ମିଶାଇଲ୍ ମ୍ୟାନର ଆଖ୍ୟା ଦିଆଯାଇଛି । ମହାକାଶ ବିଜ୍ଞାନ ଏବଂ ପ୍ରତିରକ୍ଷା ବିଜ୍ଞାନରେ ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ୧୯୯୭ ମସିହାରେ ଭାରତର ସର୍ବୋଚ ବେସାମରିକ ପୁରସ୍କାର "ଭାରତ ରତ୍ନ"ରେ ସମ୍ମାନିତ କରା ଯାଇଥିଲା ।
ବଲାଙ୍ଗିର ଜିଲ୍ଲା, ଓଡ଼ିଶାର ପଶ୍ଚିମରେ ଥିବା ଏକ ପ୍ରଶାସନିକ ଜିଲ୍ଲା । ଏହାର ଆୟତନ ୫,୧୬୫ ବର୍ଗ କିମି । ବଲାଙ୍ଗିର ସହର ଏହି ଜିଲ୍ଲାର ପ୍ରଶାସନିକ ମୁଖ୍ୟ ସହର । ଏହି ଜିଳ୍ଲାର ମୁଖ୍ୟ ଭାଗ ଗ୍ରାମାଞ୍ଚଳ । ମୁଖ୍ୟ ବଡ଼ ଓ ସାନ ସହର ଆଉ ଥାନା ଗୁଡ଼ିକ ହେଲା ବଲାଙ୍ଗୀର,, ପାଟଣାଗଡ଼, ଟିଟିଲାଗଡ,କଣ୍ଟାବାଞ୍ଜି, ଲୋଇସିଙ୍ଘା, ସଇଁତଳା, ବେଲପଡା, ଆଗଲପୁର, ଦେଓଗାଁ, ମୁରିବାହାଲ , ଗୁଡଭେଳା, ଖୋପ୍ରାଖୋଲ, ବଙ୍ଗୋମୁଣ୍ଡା, ତୁରେକେଲା,ତୁଷୁରା,ସିନ୍ଧେକେଲା, ଲାଠୋର, ଲରମ୍ଭା,
ଭାରତୀୟ ଜାତୀୟ କ୍ରିକେଟ ଅଧିନାୟକ ସମୂହଙ୍କ ତାଲିକା
ଏହା ଭାରତୀୟ ଜାତୀୟ କ୍ରିକେଟ ଅଧିନାୟକମାନଙ୍କ ଏକ ତାଲିକା । ଏଥିରେ ଭାରତୀୟ ପୁରୁଷ , ମହିଳା ଓ ଯୁବ ଦଳର ଟେଷ୍ଟ । ଏକଦିବଶୀୟ ଅନ୍ତର୍ଜାତିକ , ଓ ଟି20 ଅନ୍ତର୍ଜାତିକ ଦଳର ଅଧିନାୟକ ମାନଙ୍କ ନାମ ରହିଛି । "ବ୍ରିଟିଶ ଭାରତ" ରାଜକୀୟ କ୍ରିକେଟ କାଉନ୍ସିଲ ( ଯାହା ବର୍ତ୍ତମାନ ଅନ୍ତର୍ଜାତିକ କ୍ରିକେଟ କାଉନସିଲ , ICC ନାମରେ ପରିଚିତ )ର ପୂର୍ଣ ସଦସ୍ୟତା 1926 ମସିହା 31 , ମେରେ ହାସଲ କରିବା ପରେ 1932 ଜୁନ 25 ତାରିଖରେ ଷଷ୍ଠ ଟେଷ୍ଟ ମାନ୍ୟତା- ପ୍ରାପ୍ତ ଦେଶ ଭାବରେ ଇଂଲଣ୍ଡ , ଅଷ୍ଟ୍ରେଲିଆ , ୱେଷ୍ଟ ଇଣ୍ଡିଜ , ଦକ୍ଷିଣ ଆଫ୍ରିକା ଓ ନିଉଜିଲାଣ୍ଡ ସହ ସାମିଲ ହେଇଥିଲା ।ଦ୍ୱିତୀୟ ବିଶ୍ୱ ଯୁଦ୍ଧର ଅବ୍ୟବହିତ ପୂର୍ବରୁ ଭାରତ ମାତ୍ର 7ଟି ଟେଷ୍ଟ ଖେଳିଥିଲା ଓ ସମସ୍ତ କେବଳ ଇଂଲଣ୍ଡ ବିପକ୍ଷରେ ଥିଲା । ଏହା ମଧ୍ୟରୁ ଭାରତ 5ଟି ରେ ପରାଜୟ ବରଣ କରିଥିବା ବେଳେ 2 ଟିକୁ ଅମୀମାଂଶିତ ରଖିବାରେ ସଫଳ ହେଇଥିଲା । ଅନ୍ୟ ଦେଶ ବିରୁଦ୍ଧରେ ଭାରତ ପ୍ରଥମେ ଡନ ବ୍ରାଡମେନଙ୍କ ତତ୍ପ କାଳୀନ ଅପରାଜେୟ କୁହାଯାଉଥିବା ଅଷ୍ଟ୍ରେଲିଆ ଦଳ ସହ ପ୍ରଥମ କରି 1947-48 ମସିହାରେ ଖେଳିଥିଲା ।